M’Cheyne Bible Reading Plan
ଯିହୁଦାରେ ଅମତ୍ସିୟ ଶାସନ ଆରମ୍ଭ କରନ୍ତି
14 ଇସ୍ରାଏଲର ରାଜା ଯିହୋୟାହସଙ୍କ ପୁତ୍ର ଯୋୟାଶଙ୍କର ରାଜତ୍ୱର ଦ୍ୱିତୀୟ ବର୍ଷରେ ଯିହୁଦାର ରାଜା ଯୋୟାଶଙ୍କର ପୁତ୍ର ଅମତ୍ସିୟ ରାଜ୍ୟ କରିବାକୁ ଆରମ୍ଭ କଲେ। 2 ସେ ପଚିଶ୍ ବର୍ଷ ବୟସରେ ରାଜ୍ୟ ଶାସନ ଆରମ୍ଭ କରିଥିଲେ ଓ ସେ ଅଣତିରିଶ୍ ବର୍ଷ ଯିରୁଶାଲମରେ ଶାସନ କଲେ। ତାଙ୍କର ମାତାଙ୍କର ନାମ ଯିହୋୟଦ୍ଦନ୍ ଓ ସେ ସ୍ତ୍ରୀ ଯିରୁଶାଲମ ନିବାସିନୀ ଥିଲେ। 3 ପୁଣି ଅମତ୍ସିୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ। ମାତ୍ର ସେ ତାଙ୍କ ପୂର୍ବପୁରୁଷ ଦାଉଦଙ୍କ ପରି ସମ୍ପୂର୍ଣ୍ଣ ଭାବରେ ପରମେଶ୍ୱରଙ୍କ ଅନୁଗାମୀ ହେଲେ ନାହିଁ। ସେ ନିଜର ପିତା ଯୋୟାଶଙ୍କର କୃତ କର୍ମାନୁସାରେ କର୍ମ କଲେ। 4 ସେ ଉଚ୍ଚସ୍ଥଳୀଗୁଡ଼ିକ ଧ୍ୱଂସ କଲେ ନାହିଁ। ଲୋକମାନେ ତଥାପି ସେ ଉଚ୍ଚସ୍ଥାନମାନଙ୍କରେ ବଳିଦାନ କଲେ ଓ ଧୂପ ଜଳାଇଲେ।
5 ସେତେବେଳେ ଅମତ୍ସିୟଙ୍କର ରାଜ୍ୟ ଉପରେ ଦୃଢ଼ ନିୟନ୍ତ୍ରଣ ଥିଲା। ସେ ତାଙ୍କର ଦାସମାନଙ୍କ ମଧ୍ୟରୁ ଯେଉଁମାନେ ତାଙ୍କ ପିତାଙ୍କର ହତ୍ୟାକାରୀ ଥିଲେ। ସେମାନଙ୍କୁ ବଧ କଲେ। 6 ମାତ୍ର, ସେ ହତ୍ୟାକାରୀମାନଙ୍କ ସନ୍ତାନମାନଙ୍କୁ ବଧ କଲେ ନାହିଁ। କାରଣ ମୋଶାଙ୍କର ବ୍ୟବସ୍ଥା ପୁସ୍ତକରେ ସଦାପ୍ରଭୁଙ୍କ ଏହି ଆଜ୍ଞା ଲିଖିତ ହୋଇଛି ଯେ, “ସନ୍ତାନମାନଙ୍କ ପାପପାଇଁ ପିତାମାତା ଦଣ୍ତିତ ହେବେ ନାହିଁ, କିମ୍ବା ପିତାମାତାଙ୍କ ପାପ ଯୋଗୁଁ ସନ୍ତାନଗଣ ମୃତ୍ୟୁଦଣ୍ତ ପାଇବେ ନାହିଁ। ପ୍ରତ୍ୟେକ ଲୋକ ନିଜ ପାପ ଲାଗି ଦଣ୍ତିତ ହେବେ।”
7 ଅମତ୍ସିୟ ଲବଣ ଉପତ୍ୟକାରେ 10,000 ଇଦୋମ ଲୋକଙ୍କୁ ବଧ କଲେ ଓ ଯୁଦ୍ଧରେ ସେଲା ନଗର ଅଧିକାର କରି ତାହାର ନାମ “ଯକ୍ତେଲ” ରଖିଲେ। ତାହା ଆଜି ମଧ୍ୟ “ଯକ୍ତେଲ” ନାମରେ ପରିଚିତ।
ଅମତ୍ସିୟଙ୍କ ଯୋୟାଶ୍ ବିରୁଦ୍ଧରେ ଯୁଦ୍ଧ
8 ଅମତ୍ସିୟ ଯେହୂଙ୍କ ପୌତ୍ର ଓ ଯିହୋୟାହସଙ୍କ ପୁତ୍ର ଯୋୟାଶଙ୍କ ନିକଟକୁ ସନ୍ଦେଶ ବାହକ ପଠାଇଲେ, ଇସ୍ରାଏଲର ରାଜା କହୁଛନ୍ତି, “ଆସ, ଆମ୍ଭେମାନେ ପରସ୍ପର ସମ୍ମୁଖା ସମ୍ମୁଖୀ ହୋଇ ଯୁଦ୍ଧ କରିବା।”
9 ଇସ୍ରାଏଲର ରାଜା ଯୋୟାଶ ଯିହୁଦାର ରାଜା ଅମତ୍ସିୟ ନିକଟକୁ ଲୋକ ପଠାଇ କହିଲେ, “ଲିବାନୋନ୍ର କଣ୍ଟକଲତା ଏରସ୍ବୃକ୍ଷ ନିକଟକୁ କହି ପଠାଇଲେ, ‘ତୁମ୍ଭ କନ୍ୟାକୁ ଆମ୍ଭ ପୁତ୍ର ସଙ୍ଗେ ବିବାହ କରିଦିଅ।’ ମାତ୍ର ଲିବାନୋନ୍ର ଏକ ବନ୍ୟ ପଶୁ ସେହି ବାଟ ଦେଇ ଯାଉଥିଲା ଓ ସେ କଣ୍ଟକଲତାକୁ ପାଦରେ ଦଳି ଦେଲା। 10 ଏହା ସତ୍ୟ ତୁମ୍ଭେ ଇଦୋମ ଅଧିକାର କରିଛ। ସେଥିପାଇଁ ତୁମ୍ଭେ ଗର୍ବିତ କାରଣ ତୁମ୍ଭେ ଇଦୋମ ଜୟ କରିଛ। ସେହି ଗୌରବ ନେଇ ସନ୍ତୁଷ୍ଟ ହୋଇ ରୁହ। ଆଉ ନିଜ ଉପରେ କ୍ଳେଶ ଆଣ ନାହିଁ। ଯଦି ତୁମ୍ଭେ ଏହା କର, ତୁମ୍ଭେ ଯିହୁଦା ସହିତ ପତନ ହେବ।”
11 ମାତ୍ର ଅମତ୍ସିୟ ଯୋୟାଶଙ୍କ କଥା ଶୁଣିଲେ ନାହିଁ। ତେଣୁ ଯୋୟାଶ ଓ ଅମତ୍ସିୟ ଯିହୁଦାର ବୈଥ୍ଶେମଶରେ ପରସ୍ପର ଯୁଦ୍ଧରେ ସମ୍ମୁଖୀନ ହେଲେ। 12 ଇସ୍ରାଏଲ ଯିହୁଦାକୁ ପରାସ୍ତ କଲା ଓ ଯିହୁଦାର ପ୍ରତ୍ୟେକ ଲୋକ ନିଜ ନିଜ ତମ୍ବୁକୁ ପଳାୟନ କଲେ। 13 ଇସ୍ରାଏଲ ରାଜା ଯୋୟାଶର ପୁତ୍ର ଯିହୁଦାର ରାଜା ଓ ଅହସିୟଙ୍କର ପୌତ୍ର ବୈଥ୍ଶେମଶକୁ ଅଧିକାର କଲେ। ପ୍ରାୟ 600 ଫୁଟ୍ ଇଫ୍ରୟିମର ଦ୍ୱାରଠାରୁ କୋଣର ଦ୍ୱାର ପର୍ଯ୍ୟନ୍ତ ନଗର ପାଚେରୀ ଯୋୟାଶୟ ଭାଙ୍ଗି ଦେଇଥିଲେ। 14 ପୁଣି ସଦାପ୍ରଭୁଙ୍କ ମନ୍ଦିରରେ ଓ ରାଜଗୃହର ଭଣ୍ତାରରେ ଥିବା ସମସ୍ତ ସୁବର୍ଣ୍ଣ, ରୌପ୍ୟ ଓ ପାତ୍ର ନେଇ ବନ୍ଦୀମାନଙ୍କୁ ମଧ୍ୟ ସଙ୍ଗରେ ନେଇ ଶମରିୟାକୁ ଫେରି ଗଲେ।
15 ପୁଣି ଯୋୟାଶଙ୍କର ଅବଶିଷ୍ଟ ବୃତ୍ତାନ୍ତ, ତାଙ୍କର ସମସ୍ତ କ୍ରିୟା ଓ ପରାକ୍ରମ ଏବଂ ସେ ଯିହୁଦା ରାଜା ଅମତ୍ସିୟଙ୍କ ସଙ୍ଗେ କି ପ୍ରକାର ଯୁଦ୍ଧ କଲେ ସେ ସବୁ ଇସ୍ରାଏଲ ରାଜବଂଶ ଇତିହାସ ପୁସ୍ତକରେ ଲିଖିତ ହୋଇଅଛି। 16 ଯୋୟାଶଙ୍କର ମୃତ୍ୟୁ ହେଲା ଓ ସେ ନିଜର ପୂର୍ବପୁରୁଷଗଣଙ୍କ ସହିତ ଶମରିୟାରେ ଇସ୍ରାଏଲ ରାଜାମାନଙ୍କ ସଙ୍ଗେ କବର ନେଲେ। ତାଙ୍କ ଅନ୍ତେ ତାଙ୍କ ପୁତ୍ର ଯାରବିୟାମ ନୂତନ ରାଜା ରୂପେ ପରିଚିତ ହେଲେ।
ଅମତ୍ସିୟଙ୍କ ମୃତ୍ୟୁ
17 ଇସ୍ରାଏଲ ରାଜା ଯିହୋୟାହସଙ୍କର ପୁତ୍ର ଯୋୟାଶଙ୍କର ମୃତ୍ୟୁ ପରେ ଯିହୁଦାର ରାଜା ଯୋୟାଶଙ୍କର ପୁତ୍ର ଅମତ୍ସିୟ ପନ୍ଦର ବର୍ଷ ବଞ୍ଚିଲେ। 18 ଅମତ୍ସିୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କାର୍ଯ୍ୟ ଓ ପରାକ୍ରମ, ଯିହୁଦା ରାଜବଂଶର ଇତିହାସ ପୁସ୍ତକରେ ଲିଖିତ ହୋଇଅଛି। 19 ଅନନ୍ତର ଯିରୁଶାଲମରେ ଲୋକମାନେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ। ତେଣୁ ସେ ଲାଖୀଶ୍କୁ ପଳାଇଲେ। ମାତ୍ର ସେମାନେ ଲାଖୀଶ୍କୁ ଲୋକ ପଠାଇ ତାଙ୍କୁ ବଧ କଲେ। 20 ପୁଣି ସେମାନେ ତାଙ୍କର ମୃତ ଶବକୁ ଅଶ୍ୱପୃଷ୍ଠରେ ଆଣି ତାଙ୍କ ପୂର୍ବପୁରୁଷଗଣଙ୍କ ସହିତ ଯିରୁଶାଲମର ଦାଉଦ ନଗରରେ କବର ଦେଲେ।
ଅସରିୟ ଯିହୁଦାରେ ରାଜ୍ୟ ଶାସନ କରନ୍ତି
21 ଅନନ୍ତର ଯିହୁଦାର ସମସ୍ତ ଲୋକ ଅମତ୍ସିୟଙ୍କର ଷୋହଳ ବର୍ଷର ପୁତ୍ର ଅସରିୟଙ୍କୁ ତାଙ୍କ ପିତାଙ୍କ ପଦରେ ରାଜା କଲେ। 22 ଅମତ୍ସିୟ ନିଜ ପୂର୍ବପୁରୁଷଗଣଙ୍କ ସହିତ କବର ନେଲେ। ତତ୍ପରେ ଅସରିୟ ଏଲତ୍ ନଗରକୁ ଦୃଢ଼ କରି ତାହା ପୁନର୍ବାର ଯିହୁଦାର ଅଧୀନକୁ ଆଣିଲେ।
ଯାରବିୟାମ ଇସ୍ରାଏଲରେ ରାଜ୍ୟ ଶାସନ କଲେ
23 ଯିହୁଦାର ରାଜା ଯୋୟାଶଙ୍କର ପୁତ୍ର ରାଜା ଅମତ୍ସିୟଙ୍କ ରାଜତ୍ୱର ପନ୍ଦର ବର୍ଷରେ ଇସ୍ରାଏଲର ରାଜା ଯୋୟାଶଙ୍କର ପୁତ୍ର ଯାରବିୟାମ ଶମରିୟାରେ ରାଜ୍ୟ ଶାସନ ଆରମ୍ଭ କଲେ ଓ ସେ ଏକଗ୍ଭଳିଶ ବର୍ଷ ରାଜତ୍ୱ କଲେ। 24 ସଦାପ୍ରଭୁଙ୍କ ଦୃଷ୍ଟିରେ ଏପରି କର୍ମ କରିଗଲେ ଯାହା ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ ଥିଲା। ନବାଟଙ୍କ ପୁତ୍ର ଯାରବିୟାମ ଯେଉଁ ପାପ ନିଜେ କରିଥିଲେ, ତାହା ଇସ୍ରାଏଲୀୟମାନଙ୍କୁ ମଧ୍ୟ କରାଇଲେ। ସେ ସେଥିରୁ ବିରତ ହେଲେ ନାହିଁ। 25 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ବାକ୍ୟ ଅନୁସାରେ ଅମିତ୍ତୟଙ୍କ ପୁତ୍ର ଗାଥ୍ହେଫର ନିବାସୀ ଆପଣା ସେବକ ଯୂନସ ଭବିଷ୍ୟଦ୍ବକ୍ତାଙ୍କ ହସ୍ତରେ ଯାହା କହିଥିଲେ, ତାଙ୍କର ସେହି ବାକ୍ୟାନୁସାରେ ସେ ହମାତର ପ୍ରବେଶ ସ୍ଥାନଠାରୁ ଅରାବା ସାଗର ପର୍ଯ୍ୟନ୍ତ ଇସ୍ରାଏଲର ସୀମା ପୁନର୍ବାର ଯାରବିୟାମ ଦଖଳ କଲେ। 26 କାରଣ ସଦାପ୍ରଭୁ ଇସ୍ରାଏଲୀୟମାନଙ୍କର ଦୟନୀୟ ଯନ୍ତ୍ରଣା ଦେଖିଲେ, ଯେଉଁମାନେ ଦୋଷି ଓ ମୁକ୍ତ ଥିଲେ। କାରଣ ଇସ୍ରାଏଲକୁ ସାହାଯ୍ୟ କରିବାକୁ କେହି ନ ଥିଲେ। 27 ମାତ୍ର ସଦାପ୍ରଭୁ କହିଲେ ନାହିଁ ଯେ, ସେ ପୃଥିବୀରୁ ଇସ୍ରାଏଲର ନାମ ନିଶ୍ଚିହ୍ନ କରିବେ। ତେଣୁ ସେ ଯୋୟାଶଙ୍କ ପୁତ୍ର ଯାରବିୟାମଙ୍କ ଦ୍ୱାରା ସେମାନଙ୍କୁ ଉଦ୍ଧାର କଲେ।
28 ଯାରବିୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ, ତାଙ୍କର ସମସ୍ତ କ୍ରିୟା, ସମସ୍ତ ପରାକ୍ରମ, ସେ କି ପ୍ରକାର ଯୁଦ୍ଧ କଲେ ଓ ଇସ୍ରାଏଲ ପାଇଁ ସେ କିପରି ଯିହୁଦାର ପୂର୍ବାଧିକୃତ ଦମ୍ମେଶକ ଓ ହମାତ ପୁନର୍ବାର ଅଧିକାର କଲେ, ସେ ସବୁ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ହୋଇଅଛି। 29 ଅନନ୍ତର ଯାରବିୟାମଙ୍କ ମୃତ୍ୟୁ ହେଲା ଓ ସେ ଇସ୍ରାଏଲର ରାଜାମାନଙ୍କ ସହିତ କବର ନେଲେ। ତାଙ୍କ ପଦରେ ତାଙ୍କ ପୁତ୍ର ଜିଖରିୟ ଇସ୍ରାଏଲର ରାଜା ହେଲେ।
4 ପରମେଶ୍ୱର ଓ ଖ୍ରୀଷ୍ଟ ଯୀଶୁଙ୍କ ଆଗରେ ମୁଁ ତୁମ୍ଭକୁ ଗୋଟିଏ ଆଦେଶ ଦେଉଛି। ଖ୍ରୀଷ୍ଟ ଯୀଶୁ ଜୀବିତ ଓ ମୃତଉଭୟ ଲୋକମାନଙ୍କର ବିଗ୍ଭର କରିବେ। ଯୀଶୁଙ୍କର ଗୋଟିଏ ରାଜ୍ୟ ଅଛି ଓ ସେ ଆଉଥରେ ଆସୁଛନ୍ତି। ଅତଏବ ମୁଁ ତୁମ୍ଭକୁ ଏହି ଆଦେଶ ଦେଉଛି। 2 ଲୋକମାନଙ୍କୁ ସୁସମାଗ୍ଭର ପ୍ରଗ୍ଭର କର। ସବୁବେଳେ ପ୍ରସ୍ତୁତ ରୁହ। ଲୋକମାନଙ୍କୁ କୁହ ଯେ ସେମାନେ କ’ଣ କରିବା ଉଚିତ୍, ସେମାନେ ଭୁଲ୍ କଲାବେଳେ ସେମାନଙ୍କୁ ଅନୁଯୋଗ କର ଓ ସେମାନଙ୍କୁ ଉତ୍ସାହ ଦିଅ। ଅତି ଧୈର୍ଯ୍ୟ ସହକାରେ ଓ ଯତ୍ନପୂର୍ବକ ଶିକ୍ଷା ଦ୍ୱାରା ଏହି ସମସ୍ତ ବିଷୟ କର।
3 ସମୟ ଆସୁଛି, ଯେତେବେଳେ ଲୋକେ ସତ୍ଶିକ୍ଷା ଶୁଣିବେ ନାହିଁ। କିନ୍ତୁ ଲୋକେ ଅଧିକରୁ ଅଧିକ ନିଜ ମନ ପସନ୍ଦ ଶିକ୍ଷା ସେମାନଙ୍କଠାରୁ ସଂଗ୍ରହ କରିବେ, ଯେଉଁମାନେ ସେମାନଙ୍କୁ ସନ୍ତୁଷ୍ଟ କଲାଭଳି କଥା କହିବେ। 4 ଲୋକେ ସତକଥା ଶୁଣିବା ବନ୍ଦ କରିଦେବେ। ମିଛ କାହାଣୀର ଶିକ୍ଷାଗୁଡ଼ିକ ଅନୁସରଣ କରିବାକୁ ସେମାନେ ଆରମ୍ଭ କରିବେ। 5 କିନ୍ତୁ ତୁମ୍ଭେ ସର୍ବଦା ନିଜକୁ ସଂଯମ କର। କ୍ଳେଶ ଆସିଲେ ସେଗୁଡ଼ିକୁ ଗ୍ରହଣ କର। ସୁସମାଗ୍ଭର ପ୍ରଗ୍ଭର କାମ କରି ଗ୍ଭଲିଥାଅ। ପରମେଶ୍ୱରଙ୍କ ଜଣେ ସେବକ ଭାବରେ ସମସ୍ତ କର୍ତ୍ତବ୍ୟ କରୁଥାଅ।
6 ମୋ’ ଜୀବନ ମୁଁ ପରମେଶ୍ୱରଙ୍କୁ ଉତ୍ସର୍ଗ କରିଦେଇଛି। ମୋ’ ପାଇଁ ଏ ସଂସାର ଛାଡ଼ିବାର ସମୟ ଆସିଯାଇଛି। ମୁଁ ଉତ୍ତମ ଯୁଦ୍ଧ ଲଢ଼ିଛି। 7 ମୁଁ ଦୌଡ଼ ପୂର୍ଣ୍ଣ କରିସାରିଛି। ମୁଁ ବିଶ୍ୱାସ ବଜାୟ ରଖିଛି। 8 ଏବେ ବିଜୟ ମୁକୁଟ ମୋ’ ଅପେକ୍ଷାରେ ଅଛି। ପରମେଶ୍ୱରଙ୍କ ସହିତ ଧାର୍ମିକ ହୋଇଥିବାରୁ ମୁଁ ସେହି ମୁକୁଟଟି ପାଇବି। ପ୍ରଭୁ ନ୍ୟାୟପୂର୍ଣ୍ଣ ଭାବରେ ବିଗ୍ଭର କରନ୍ତି। ସେହି ମହାଦିନରେ [a] ସେ ମୋତେ ବିଜୟ ମୁକୁଟ ପିନ୍ଧାଇବେ। କେବଳ ମୋତେ ନୁହେଁ, ଯେଉଁମାନେ ତାହାଙ୍କର ଆଗମନ ଓ ତାହାଙ୍କୁ ଅପେକ୍ଷା କରୁଛନ୍ତି, ସମସ୍ତଙ୍କୁ ସେ ବିଜୟ ମୁକୁଟ ପିନ୍ଧାଇବେ।
ବ୍ୟକ୍ତିଗତ ସମ୍ବାଦ
9 ଯେତେଶୀଘ୍ର ସମ୍ଭବ ମୋ’ ସହିତ ଦେଖା କରିବାକୁ ଆସିବା ପାଇଁ ଚେଷ୍ଟା କର। 10 ଦୀମା ଏହି ସଂସାରକୁ ଅଧିକ ଭଲ ପାଉଥିବାରୁ ମୋତେ ଛାଡ଼ି ଗ୍ଭଲିଗଲେ। ସେ ଥେସଲନୀକୀକୁ ଯାଇଛନ୍ତି। କ୍ରେସ୍କେନ୍ସ୍ ଗାଲାତୀଆକୁ, ତୀତସ୍ ଦଲ୍ମତିଆକୁ ଯାଇଛନ୍ତି। 11 ଏବେ ମୋ’ ସହିତ କେବଳ ଲୂକ ଅଛନ୍ତି। ତୁମ୍ଭେ ଆସିଲା ବେଳେ ମାର୍କଙ୍କୁ ତୁମ୍ଭ ସହିତ ନେଇ ଆସିବ। ସେ ଏଠାରେ ମୋ’ କାମରେ ଅତ୍ୟନ୍ତ ଆବଶ୍ୟକୀୟ ହୋଇପାରିବେ। 12 ତୁଖିକଙ୍କୁ ମୁଁ ଏଫିସ ନଗରକୁ ପଠାଇଅଛି।
13 ମୁଁ ଯେତେବେଳେ ତ୍ରୋୟାରେ ଥିଲି, ମୁଁ କାର୍ପଙ୍କ ପାଖରେ ମୋର ଏକ ଭଲ ଜାମା ଛାଡ଼ି ଆସିଥିଲି। ଅତଏବ ତୁମ୍ଭେ ଯେତେବେଳେ ଆସିବ, ତାହା ମୋ’ ପାଇଁ ନେଇ ଆସିବ। ମୋ’ ବହିଗୁଡ଼ିକୁ ମଧ୍ୟ ଆଣିବ। ଚର୍ମପତ୍ର [b] ଉପରେ ଲିଖିତ ବହିଗୁଡ଼ିକ ବିଶେଷଭାବରେ ମୋର ଦରକାର।
14 କ’ଣ ଆଲେକ୍ଜାଣ୍ଡାର ମୋର ବହୁତ ଅନିଷ୍ଟ କରିଛି। ପ୍ରଭୁ ତାହାକୁ ଏହି କାର୍ଯ୍ୟଗୁଡ଼ିକ ଲାଗି ଦଣ୍ଡ ଦେବେ। 15 ତୁମ୍ଭେ ମଧ୍ୟ ସତର୍କ ରୁହ, ଯେପରି ସେ ତୁମ୍ଭର କ୍ଷତି ନ କରେ। ସେ ଆମ୍ଭ ଶିକ୍ଷାଗୁଡ଼ିକର ଘୋର ପ୍ରତିରୋଧ କରିଥିଲା।
16 ପ୍ରଥମଥର ନିଜକୁ ରକ୍ଷା କରିବା ପାଇଁ ମୁଁ ଅଦାଲତରେ ଠିଆ ହେଲାବେଳେ କୌଣସି ଲୋକ ମୋତେ ସମର୍ଥନ କରିବାକୁ ଆଗେଇ ଆସି ନ ଥିଲା। ସମସ୍ତେ ମୋତେ ଛାଡ଼ି ଗ୍ଭଲିଗଲେ। ମୁଁ ପ୍ରାର୍ଥନା କରେ ଯେ, ପ୍ରଭୁ ପରମେଶ୍ୱର ସେମାନଙ୍କୁ କ୍ଷମା କରନ୍ତୁ। କିନ୍ତୁ ପ୍ରଭୁ ମୋ’ ସହିତ ଥିଲେ। 17 ଅଣଯିହୂଦୀମାନଙ୍କୁ ସୁସମାଗ୍ଭର ପୂର୍ଣ୍ଣ ଭାବରେ ପ୍ରଗ୍ଭର କରିବା ବେଳେ ପ୍ରଭୁ ମୋତେ ଶକ୍ତି ପ୍ରଦାନ କଲେ। ସମସ୍ତ ଅଣଯିହୂଦୀ ଲୋକେ ସୁସମାଗ୍ଭର ଶୁଣନ୍ତୁ ବୋଲି ପ୍ରଭୁ ଗ୍ଭହିଁଥିଲେ। ମୁଁ ସିଂହ ମୁଖରୁ ରକ୍ଷା ପାଇଲି। 18 ଯେତେବେଳେ କୌଣସି ଲୋକ ମୋର କ୍ଷତି କରିବା ପାଇଁ ଚେଷ୍ଟା କରିବ, ପ୍ରଭୁ ମୋତେ ରକ୍ଷା କରିବେ। ସେ ମୋତେ ନିରାପଦରେ ତାହାଙ୍କର ସ୍ୱର୍ଗରାଜ୍ୟକୁ ନେଇଯିବେ। ପ୍ରଭୁଙ୍କର ମହିମା ସଦାସର୍ବଦା ପାଇଁ ରହିଥାଉ।
ଶେଷ ଅଭିନନ୍ଦନ
19 ପ୍ରୀସ୍କା ଓ ଆକ୍ୱିଲାଙ୍କୁ ତଥା ଅନୀସିଫରଙ୍କ ପରିବାର ଲୋକମାନଙ୍କୁ ମୋର ନମସ୍କାର ଜଣାଇବ। 20 ଏରାଷ୍ଟ କରିନ୍ଥ ନଗରଠାରେ ରହିଛନ୍ତି ଏବଂ ତ୍ରଫିମଙ୍କୁ ମୁଁ ମୀଲୀତଠାରେ ଛାଡ଼ି ଆସିଛି କାରଣ ସେ ଅସୁସ୍ଥ ଥିଲେ। 21 ଶୀତଦିନ ପୂର୍ବରୁ ମୋ’ ପାଖକୁ ଆସିବା ପାଇଁ ପୂର୍ଣ୍ଣ ଚେଷ୍ଟା କର।
ଇଉବୁଲ, ପୁଦେନ୍ସ୍, ଲିନ, କ୍ଳୌଦିୟା ଓ ଅନ୍ୟସମସ୍ତ ଭାଇଭଉଣୀ ତୁମ୍ଭକୁ ନମସ୍କାର ଜଣାଇଛନ୍ତି।
22 ତୁମ୍ଭର ଆତ୍ମା ସହିତ ପ୍ରଭୁ ରୁହନ୍ତୁ। ତୁମ୍ଭ ସମସ୍ତଙ୍କ ଉପରେ ତାହାଙ୍କର ଅନୁଗ୍ରହ ରହୁ।
7 “ଆମ୍ଭେ ଇସ୍ରାଏଲକୁ ସୁସ୍ଥ କରିବା।
ତା’ପରେ ଲୋକମାନେ ଜାଣିବେ ଯେ ଇଫ୍ରୟିମ ପାପ କରିଥିଲା।
ଶମରିୟାର ପାପ ଆଚରଣ ବିଷୟରେ ଲୋକମାନେ ଜାଣିବେ।
ସେହି ସହରରେ ଗ୍ଭେରମାନେ ଯାତାୟାତ କରୁଛନ୍ତି ଲୋକମାନେ ଜାଣିବେ।
2 ସେମାନଙ୍କର ଦୋଷକୁ ଆମ୍ଭେ ସ୍ମରଣ କରିବା ସେହି ଲୋକମାନେ ବିଶ୍ୱାସ କରନ୍ତି ନାହିଁ।
ସେମାନେ ଯେଉଁ ମନ୍ଦକାର୍ଯ୍ୟସବୁ ଗ୍ଭରିଆଡ଼େ କରିଥିଲେ
ଆମ୍ଭେ ସ୍ପଷ୍ଟ ଭାବରେ ଦେଖି ପାରୁଛୁ।
3 ସେମାନଙ୍କର ମନ୍ଦକାର୍ଯ୍ୟ ସେମାନଙ୍କର ରାଜାଙ୍କୁ ଖୁସୀ କରେ।
ସେମାନଙ୍କର ମିଥ୍ୟା ସେମାନଙ୍କର ନେତାଙ୍କୁ ଆନନ୍ଦ ପ୍ରଦାନ କରେ।
4 ସମସ୍ତ ଲୋକମାନେ ବ୍ୟଭିଗ୍ଭରୀ ଅଟନ୍ତି।
ସେମାନେ ରୋଟୀ ପ୍ରସ୍ତୁତକାରୀ ତୁନ୍ଦୁରର ଉତ୍ତପ୍ତଠାରୁ
ଅଧିକ ଉତ୍ତପ୍ତ ଥିବା ତୁନ୍ଦୁର ଗ୍ଭରିପଟେ ଗ୍ଭଲନ୍ତି।
ରୋଟୀ ପ୍ରସ୍ତୁତକାରୀ ଅଟା ଦଳୁଥାଏ,
ଯେଉଁ ପର୍ଯ୍ୟନ୍ତ ରୋଟୀ ଫୁଲି ପ୍ରସ୍ତୁତ ହୁଏ, ସେ ଅଗ୍ନିକୁ ଉତ୍ତେଜିତ କରେ ନାହିଁ।
କିନ୍ତୁ ଲୋକମାନେ ନିଜ ମନୋଭାବକୁ ଗରମ ରଖିଛନ୍ତି।
5 ଆମ୍ଭ ରାଜାଙ୍କ ରାଜତ୍ୱକାଳରେ ସେମାନେ ନିଆଁକୁ ଉତ୍ତପ୍ତ କରି ଗ୍ଭଲନ୍ତି।
ସେମାନେ ଭୋଜିରେ ପାନୀୟ ଦିଅନ୍ତି।
ଦ୍ରାକ୍ଷାରସର ଉତ୍ତାପରେ ନେତୃମଣ୍ତଳୀ ଅସୁସ୍ଥ ହୋଇପଡ଼ନ୍ତି।
ତେଣୁ ରାଜା ପରମେଶ୍ୱରଙ୍କୁ ଉପହାସ କରୁଥିବା ଲୋକମାନଙ୍କ ସହିତ ହାତ ମିଳାନ୍ତି।
6 କୋଇଲାକୁ ଚୁଲ୍ଲୀରେ ଦେବାପରି
ସେମାନେ ତାଙ୍କର ହୃଦୟକୁ ମନ୍ଦ ଯୋଜନା କରିବା ପାଇଁ ଏକତ୍ରିତ କରନ୍ତି।
ରାତ୍ରିସାରା ସେମାନଙ୍କ ଉତ୍କଣ୍ଠା କୁହୁଳୁ ଥାଏ
ଏବଂ ଏହା ପ୍ରଭାତରେ ଜ୍ୱଳନ୍ତ ଅଗ୍ନିପରି ହୁଏ।
7 ସେମାନେ ଉତ୍ତପ୍ତ ଚୁଲ୍ଲାପରି ହୁଅନ୍ତି।
ସେମାନେ ସେମାନଙ୍କର ଶାସକକୁ ଧ୍ୱଂସ କଲେ।
ସମସ୍ତ ରାଜାଙ୍କର ପତନ ହେଲା।
କୌଣସି ଜଣେ ବ୍ୟକ୍ତି ମୋତେ ସାହାଯ୍ୟ ଭିକ୍ଷା କରି ନ ଥିଲେ।
Israel and the Nations
8 “ଇଫ୍ରୟିମ ଗୋଷ୍ଠୀଗଣ ସହିତ ମିଶେ।
ସେ ସେହି ପିଠା ସଦୃଶ ଯାହାର ଉଭୟ ପାଖ ସେକା ହୋଇ ନାହିଁ।
9 ଇଫ୍ରୟିମ, ଜାଣେ ନାହିଁ
ତା’ର ଶକ୍ତି ବିଦେଶୀମାନଙ୍କ ଦ୍ୱାରା ନିସ୍ତେଜ ହୋଇଯାଇଛି।
ତା’ର ବୃଦ୍ଧାବସ୍ଥା ଆସୁଛି ବୋଲି
ସେ ଜାଣେ ନାହିଁ।
10 ଇଫ୍ରୟିମର ଗର୍ବ ତା’ ବିରୁଦ୍ଧରେ ସାକ୍ଷୀ ଦିଏ।
ଯଦିଓ ଲୋକମାନଙ୍କର ଅନେକଗୁଡ଼ିଏ ଦୁଃଖ ଥିଲା,
ତଥାପି ସେମାନେ ସଦାପ୍ରଭୁଙ୍କ ନିକଟକୁ ଫେରି ନ ଥିଲେ
କି ସଦାପ୍ରଭୁଙ୍କର ସାହାଯ୍ୟ ମାଗି ନ ଥିଲେ।
11 ତେଣୁ ଇଫ୍ରୟିମ ବିଗ୍ଭର ଶକ୍ତିହୀନ ନିର୍ବୋଧ କପୋତ ପାଲଟି ଯାଇଛି।
ତା’ର ଲୋକମାନେ ମିଶରକୁ ସାହାଯ୍ୟ ଭିକ୍ଷା କଲେ
ଓ ଅଶୂରକୁ ସାହାଯ୍ୟ ପାଇଁ ଗଲେ।
12 ସେମାନେ ଯେଉଁ ଯେଉଁ ଦେଶକୁ ସାହାଯ୍ୟ ପାଇଁ ଯିବେ
ଆମ୍ଭେ ସେମାନଙ୍କ ଉପରେ ଆମ୍ଭର ଜାଲ ବିଛାଇ ଦେବା
ଏବଂ ଆକାଶର ପକ୍ଷୀକୁ ତଳକୁ ଆଣିଲା ପରି
ତଳକୁ ଘେନି ଆସିବା।
ସେମାନଙ୍କର ଚୁକ୍ତି ପାଇଁ ସେମାନଙ୍କୁ ଦଣ୍ତଦେବା।
13 ସେମାନଙ୍କ ପାଇଁ ଏହା ଅତି ମନ୍ଦ ହେବ।
ସେମାନେ ଆମ୍ଭଙ୍କୁ ପରିତ୍ୟାଗ କରିଥିଲେ ଏବଂ ଅମାନ୍ୟ କରିଥିଲେ।
ତେଣୁ ସେମାନେ ବିନଷ୍ଟ ହେବେ।
ଆମ୍ଭେ ସେମାନଙ୍କୁ ରକ୍ଷା କରିଥିଲୁ କିନ୍ତୁ ସେମାନେ ଆମ୍ଭ ବିରୁଦ୍ଧରେ ମିଥ୍ୟା କହୁଛନ୍ତି।
14 ସେମାନେ କେବେ ଆନ୍ତରିକତା ସହ ଆମ୍ଭଙ୍କୁ ଡାକନ୍ତି ନାହିଁ।
ସେମାନେ ସେମାନଙ୍କ ବିଛଣାରେ କ୍ରନ୍ଦନ କରନ୍ତି।
ଯେତେବେଳେ ସେମାନେ ମୂର୍ତ୍ତିଗୁଡ଼ିକୁ ଖାଦ୍ୟ ଓ ଦ୍ରାକ୍ଷାରସ ପାଇଁ ପୂଜା କରନ୍ତି।
ସେମାନେ ନିଜେ ନିଜକୁ ହତ୍ୟା କରନ୍ତି।
କିନ୍ତୁ ସେମାନଙ୍କ ଅନ୍ତରସବୁ ମୋ’ଠାରୁ ଦୂରେଇ ଯାଇଛି।
15 ଯଦିଓ ଆମ୍ଭେ ସେମାନଙ୍କୁ ତାଲିମ ଦେଇ ଶୃଙ୍ଖଳିତ କଲୁ ଓ ସେମାନଙ୍କର ବାହୁକୁ ଶକ୍ତିଶାଳୀ କରାଇଲୁ,
ତଥାପି ସେମାନେ ଆମ୍ଭ ବିରୁଦ୍ଧରେ ମନ୍ଦ ଯୋଜନା କଲେ।
16 କିନ୍ତୁ ସେମାନେ ଆମ୍ଭ ନିକଟକୁ ଫେରି ଆସିଲେ ନାହିଁ।
ସେମାନେ ଗୋଟିଏ ତୃଟିପୂର୍ଣ୍ଣ ବୁମେରାଂ ପରି
ବ୍ୟବହାର କଲେ।
ସେମାନଙ୍କର ନେତାମାନେ ସେମାନଙ୍କର ଶକ୍ତି ଉପରେ
ବୃଥା ବଡ଼ିମା ଦେଖାଉଥିଲେ
କିନ୍ତୁ ସେମାନେ ଖଣ୍ଡାରେ ନିହତ ହେବେ
ଏବଂ ମିଶରବାସୀଙ୍କ ଦ୍ୱାରା ଉପହାସର ପାତ୍ର ହେବେ।
ମନ୍ଦିର ଆରୋହଣର ଗୀତ।
120 ମୁଁ ଆପଣା ବିପଦ ସମୟରେ
ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି
ଏବଂ ସେ ମୋତେ ଉତ୍ତର ଦେଲେ।
2 “ହେ ସଦାପ୍ରଭୁ, ମୋ’ ବିଷୟରେ ମିଥ୍ୟା କହୁଥିବା ଲୋକମାନଙ୍କଠାରୁ ମୋତେ ଉଦ୍ଧାର କର।
ସେମାନେ ଯେଉଁ କଥାସବୁ କହୁଥିଲେ, ତାହା ସବୁ ସତ୍ୟ ନ ଥିଲା।”
3 ହେ ମିଥ୍ୟାବାଦୀମାନେ, ତୁମ୍ଭଙ୍କୁ କ’ଣ ଦିଆଯିବ?
କ’ଣ ପାଇବ ତୁମ୍ଭେ ଜାଣ କି ?
4 ତୁମ୍ଭକୁ ଦଣ୍ଡ ଦେବା ପାଇଁ ସୈନିକର ତୀକ୍ଷ୍ଣ ଶର
ଓ ଗରମ କୋଇଲା ପରମେଶ୍ୱର ଆଣିବେ।
5 ମିଥ୍ୟାବାଦୀ ଲୋକମାନେ, ମେଶକରେ ବାସ କଲା ପରି ତୁମ୍ଭ ପାଖରେ ବାସ କରୁଛନ୍ତି।
ଏହା କେଦାରର ତମ୍ବୁରେ ବାସ କରିବା ସଦୃଶ।
6 ଶାନ୍ତି ଘୃଣାକାରୀମାନଙ୍କ ସହିତ
ମୁଁ ଦୀର୍ଘଦିନଧରି ବାସ କରିଅଛି।
7 ମୁଁ କହିଲି, ମୁଁ ଶାନ୍ତି ଗ୍ଭହେଁ,
କିନ୍ତୁ ସେମାନେ ଯୁଦ୍ଧ ଗ୍ଭହାନ୍ତି।
ଏକ ଆରୋହଣ ଗୀତ।
121 ମୁଁ ସାହାଯ୍ୟ ପାଇଁ ପର୍ବତଗଣ ଆଡ଼େ ଗ୍ଭହେଁ।
କିନ୍ତୁ ପ୍ରକୃତରେ କେଉଁଠାରୁ ମୋର ସାହାଯ୍ୟ ଆସିବ?
2 ମୋର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସିବ
ଯିଏକି ଆକାଶ ଓ ପୃଥିବୀର ସୃଷ୍ଟିକର୍ତ୍ତା।
3 ସେ ତୁମ୍ଭର ପାଦକୁ ଟଳମଳ ହେବାକୁ ଦେବେ ନାହିଁ।
ତୁମ୍ଭର ରକ୍ଷାକର୍ତ୍ତା କେବେହେଲେ ନିଦ୍ରିତ ହେବେ ନାହିଁ।
4 ଇସ୍ରାଏଲର ରକ୍ଷାକର୍ତ୍ତା କେବେ ନିଦ୍ରା ଯିବେ ନାହିଁ।
କି କେବେ ଶୋଇବେ ନାହିଁ।
5 ସଦାପ୍ରଭୁ ତୁମ୍ଭର ରକ୍ଷାକର୍ତ୍ତା।
ସଦାପ୍ରଭୁ ତୁମ୍ଭର ଦକ୍ଷିଣ ପାର୍ଶ୍ୱରେ ତୁମ୍ଭକୁ ଢାଲ ଘୋଡ଼ାନ୍ତି ଏବଂ ରକ୍ଷା କରନ୍ତି।
6 ଦିନରେ ସୂର୍ଯ୍ୟ ତୁମ୍ଭକୁ ଆଘାତ କରି ପାରିବେ ନାହିଁ
କିମ୍ବା ରାତିରେ ଚନ୍ଦ୍ର ତୁମ୍ଭକୁ ଆଘାତ କରି ପାରିବ ନାହିଁ।
7 ସମସ୍ତ ବିପଦରୁ ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ।
ସେ ତୁମ୍ଭର ଜୀବନକୁ ରକ୍ଷା କରିବେ।
8 ବର୍ତ୍ତମାନ ଏବଂ ସବୁଦିନ ପାଇଁ ଯିବା ଆସିବା ବେଳେ
ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ।
ଦାଉଦ ମନ୍ଦିର ଯିବା ସମୟରେ ଗୀତ।
122 ମୁଁ ଖୁସୀ ହେଲି, ଯେତେବେଳେ ଲୋକମାନେ କହିଲେ,
“ଗ୍ଭଲ ସଦାପ୍ରଭୁଙ୍କ ମନ୍ଦିରକୁ ଯିବା।”
2 ହେ ଯିରୁଶାଲମ!ଏହିଠାରେ ଆମ୍ଭେମାନେ ତୁମ୍ଭର ଫାଟକ ପାଖରେ ଠିଆ ହୋଇଅଛୁ।
3 ଯିରୁଶାଲମ ସହର ଭଳି ତିଆରି ହୋଇଅଛି,
ଏହା ଦୃଢ଼ ଭାବରେ ଏବଂ କଠିନ ଭାବରେ ନିର୍ମିତ ହେବା ଉଚିତ୍।
4 ଏହା ହେଉଛି ଯେଉଁଠାରେ କି ଗୋଷ୍ଠୀବର୍ଗ ଆସନ୍ତି।
ସଦାପ୍ରଭୁଙ୍କର ଗୋଷ୍ଠୀବର୍ଗ ତାଙ୍କୁ ପ୍ରଶଂସା କରିବା ପାଇଁ ଏଠାକୁ ଆସନ୍ତି।
ଇସ୍ରାଏଲକୁ ଏହିସବୁ କରିବା ପାଇଁ ଆଦେଶ ଦିଆହୁଏ।
5 ଦାଉଦଙ୍କ ପରିବାରର ରାଜାମାନେ ସେମାନଙ୍କର ସିଂହାସନ ଏଠାରେ ସ୍ଥାପନ କରିଥିଲେ।
ସେମାନେ ସେଠାରେ ଲୋକମାନଙ୍କୁ ସୁବିଗ୍ଭର ଦେବା ପାଇଁ ସିଂହାସନ ସ୍ଥାପନ କଲେ।
6 ଯିରୁଶାଲମରେ ସୁଖ ସମୃଦ୍ଧି ପାଇଁ ପ୍ରାର୍ଥନା କର।
“ମୁଁ ଆଶାକରେ ଯେଉଁମାନେ ତୁମ୍ଭକୁ ପ୍ରେମ କରନ୍ତି ସେମାନେ ସେଠାରେ ଶାନ୍ତି ପାଇବେ।
7 ମୁଁ ଆଶାକରେ ସେଠାରେ ତୁମ୍ଭର ପବିତ୍ର ଗୃହ ଭିତରେ ଶାନ୍ତି ମିଳିବ।
ମୁଁ ଆଶା କରେ ଯେ, ତୁମ୍ଭର ବିରାଟ ରାଜପ୍ରାସାଦରେ ନିରାପଦ ହେଉ।”
8 ମୋର ପରିବାର ଏବଂ ମୋର ପଡ଼ୋଶୀମାନଙ୍କର ମଙ୍ଗଳ ପାଇଁ
ଯିରୁଶାଲମ, ତୁମ୍ଭର ଶାନ୍ତି ପାଇଁ ପ୍ରାର୍ଥନା କରେ।
9 ସଦାପ୍ରଭୁ ଆମ୍ଭର ପରମେଶ୍ୱରଙ୍କର ମନ୍ଦିରର ମଙ୍ଗଳ ନିମନ୍ତେ ମୁଁ ପ୍ରାର୍ଥନା କରେ ଯେ,
ଯିରୁଶାଲମ ତୁମ୍ଭ ପାଇଁ ସବୁ ଉତ୍ତମ ଘଟୁ।
2010 by World Bible Translation Center