M’Cheyne Bible Reading Plan
ଯିହୁଦାରେ ଅସରିୟଙ୍କ ରାଜତ୍ୱ
15 ଇସ୍ରାଏଲରେ ଯାରବିୟାମଙ୍କ ରାଜତ୍ୱର ସତାଇଶ୍ ବର୍ଷରେ ଅମତ୍ସିୟଙ୍କର ପୁତ୍ର ଅସରିୟ ଯିହୁଦାରେ ରାଜା ହେଲେ। 2 ଷୋଡ଼ଶ ବର୍ଷ ବୟସରେ ଅସରିୟ ରାଜ୍ୟ ଶାସନ ଆରମ୍ଭ କଲେ ଓ ସେ ଯିରୁଶାଲମରେ ବାବନ ବର୍ଷ ରାଜତ୍ୱ କଲେ। ତାଙ୍କର ମାତାଙ୍କର ନାମ ଯିଖଲିୟା ଓ ସେ ଯିରୁଶାଲମ ନିବାସିନୀ ଥିଲେ। 3 ସଦାପ୍ରଭୁଙ୍କ ଦୃଷ୍ଟିରେ ଅସରିୟ ଯଥାର୍ଥ କର୍ମମାନ କଲେ। ଠିକ୍ ସେହିପରି ତାଙ୍କର ପିତା ଅମତ୍ସିୟ ପରି ସେ କରିଥିଲେ। 4 ମାତ୍ର ଉଚ୍ଚସ୍ଥଳୀଗୁଡ଼ିକୁ ବିନଷ୍ଟ କଲେ ନାହିଁ। ଲୋକମାନେ ସେଠାରେ ବଳିଦାନ କଲେ ଓ ଧୂପ ଜଳାଇଲେ।
5 ପୁଣି ସଦାପ୍ରଭୁ ଅସରିୟଙ୍କୁ ମରଣ ପର୍ଯ୍ୟନ୍ତ କୁଷ୍ଠୀ କରିଦେଲେ ଓ ସେ ଏକ ପୃଥକ ଗୃହରେ ବାସ କଲେ। ଆଉ ରାଜାଙ୍କର ପୁତ୍ର ଯୋଥମ୍ ଗୃହର କର୍ତ୍ତା ହୋଇ ଦେଶସ୍ଥ ଲୋକମାନଙ୍କର ବିଗ୍ଭର କଲେ।
6 ଅସରିୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ପରାକ୍ରମ ଯିହୁଦା ରାଜବଂଶ ଇତିହାସ ପୁସ୍ତକରେ ଲିଖିତ ହୋଇଅଛି। 7 ଅସରିୟଙ୍କର ମୃତ୍ୟୁ ହେଲା ଓ ସେ ତାଙ୍କର ପୂର୍ବପୁରୁଷଗଣଙ୍କ ସହିତ ଦାଉଦ ନଗରରେ କବର ପାଇଲେ। ଅସରିୟଙ୍କର ମୃତ୍ୟୁପରେ, ଯୋଥମ୍ ଅସରିୟଙ୍କ ପୁତ୍ର ନୂତନ ରାଜା ରୂପେ ପରିଚିତ ହେଲେ।
ଜିଖରିୟଙ୍କ ଇସ୍ରାଏଲ ଉପରେ ସଂକ୍ଷିପ୍ତ ଶାସନ
8 ଯିହୁଦାରେ ଅସରିୟଙ୍କର ରାଜତ୍ୱର ଅଠତିରିଶ୍ ବର୍ଷରେ ଯାରବିୟାମଙ୍କ ପୁତ୍ର ଜିଖରିୟ ଶମରିୟାରେ ଇସ୍ରାଏଲ ଉପରେ ଛଅ ମାସ ଶାସନ କଲେ। 9 ଯିଖରିୟ ଆପଣା ପୂର୍ବପୁରୁଷଙ୍କ ପରି କୁକର୍ମମାନ କରି ଗ୍ଭଲିଲେ। ଯେଉଁଗୁଡ଼ିକ ସଦାପ୍ରଭୁଙ୍କ ଦୃଷ୍ଟିରେ ଭୁଲ୍ ବୋଲି ବିବେଚିତ ହୁଏ। ନବାଟଙ୍କ ପୁତ୍ର ଯାରବିୟାମ ଯିଏ ଇସ୍ରାଏଲକୁ ଯେଉଁ ପାପ କରାଇଥିଲେ ସେ ସେହି ପାପ ପଥରୁ ବିମୁଖ ହେଲେ ନାହିଁ।
10 ଆଉ ଯାବେଶଙ୍କ ପୁତ୍ର ଶଲ୍ଲୁମ ଜିଖରିୟଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ତାଙ୍କୁ ସମସ୍ତଙ୍କ ସମ୍ମୁଖରେ ବଧ କଲେ ଓ ନୂତନ ରୂପେ ରାଜା ହେଲେ। 11 ଜିଖରିୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କାର୍ଯ୍ୟ, ପରାକ୍ରମ ଇସ୍ରାଏଲ ରାଜବଂଶର ଇତିହାସ ପୁସ୍ତକରେ ଲିଖିତ ହୋଇଅଛି। 12 ଏହିପରି ଭାବରେ ସଦାପ୍ରଭୁଙ୍କ ବାକ୍ୟ ସତ୍ୟ ହେଲା। ସେ ଯେହୂଙ୍କୁ କହିଥିଲେ ତାଙ୍କର ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବେ, ତାହା ସେହିପରି ଘଟିଲା।
ଶଲ୍ଲୁମଙ୍କ ଇସ୍ରାଏଲ ଉପରେ ଅଳ୍ପକାଳ ଶାସନ
13 ଯିହୁଦାରେ ଉଷିୟଙ୍କ ରାଜତ୍ୱର ଅଣଗ୍ଭଳିଶ ବର୍ଷରେ ଯାବେଶଙ୍କ ପୁତ୍ର ଶଲ୍ଲୁମ ଇସ୍ରାଏଲରେ ରାଜା ହେଲେ। ସେ ଶମରିୟାରେ ଏକ ମାସ ପାଇଁ ଶାସନ କଲେ।
14 ଆଉ ଗାଦିର ପୁତ୍ର ମନହେମ୍ ତିର୍ସାରୁ ଆସି ଶମରିୟାରେ ଉପସ୍ଥିତ ହେଲେ ଓ ଯାବେଶଙ୍କ ପୁତ୍ର ଶଲ୍ଲୁମଙ୍କୁ ଶମରିୟାରେ ଆଘାତ କରି ବଧ କଲେ ଓ ତାଙ୍କ ପଦରେ ରାଜ୍ୟ କଲେ।
15 ଶଲ୍ଲୁମଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ଜିଖରିୟଙ୍କ ବିରୁଦ୍ଧରେ କୃତ ଚକ୍ରାନ୍ତ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ହୋଇଅଛି।
ମନହେମଙ୍କ ଇସ୍ରାଏଲ ଉପରେ ଶାସନ
16 ଶଲ୍ଲୁମଙ୍କ ମୃତ୍ୟୁ ପରେ ମନହେମ୍ ତିର୍ସାଠାରୁ, ତିପ୍ସହର ସମସ୍ତ ଅଞ୍ଚଳକୁ ଲୋକମାନେ ଆକ୍ରମଣ କଲେ, କାରଣ ସେମାନେ ନଗରର ଫାଟକସବୁ ତାଙ୍କ ପାଇଁ ଖୋଲିବାକୁ ଅମାନ୍ୟ କଲେ। ସେ ନଗରର ସମସ୍ତ ଗର୍ଭବତୀ ନାରୀଙ୍କର ଉଦର ବିଦୀର୍ଣ୍ଣ କଲେ।
17 ଯିହୁଦାରେ ଅସରିୟଙ୍କ ରାଜତ୍ୱର ଅଣଗ୍ଭଳିଶ ବର୍ଷରେ ଗାଦିଙ୍କର ପୁତ୍ର ମନହେମ୍ ଇସ୍ରାଏଲରେ ରାଜା ହେଲେ ଓ ସେ ଶମରିୟାରେ ଦଶ ବର୍ଷ ରାଜତ୍ୱ କଲେ। 18 ପୁଣି ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହାସବୁ ପାପ ଓ ଘୃଣ୍ୟ, ସେସବୁ କର୍ମ କରି ଗ୍ଭଲିଲେ। ସେ କେବେହେଲେ ପାପ କରିବାରୁ କ୍ଷାନ୍ତ ହେଲେ ନାହିଁ, ଯେଉଁସବୁ ପାପ ଯାରବିୟାମ ଇସ୍ରାଏଲୀୟମାନଙ୍କୁ କରାଇଥିଲେ।
19 ଅଶୂରର ରାଜା ପୂଲ୍ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିବାରୁ ମନହେମ୍ ତାଙ୍କର ସମର୍ଥନ ପାଇବା ପାଇଁ ତାଙ୍କୁ 1000 ତାଳନ୍ତ ରୂପା ଦେଲେ। କାରଣ ପୂଲ୍ ତାଙ୍କ ରାଜ୍ୟ ସୁଦୃଢ଼ କରିବାକୁ ତାଙ୍କୁ ସାହାଯ୍ୟ କରିବେ। 20 ପୁଣି ମନହେମ୍ ଏହି ଟଙ୍କା ଇସ୍ରାଏଲର ଧନୀ ଓ ଶକ୍ତିଶାଳୀ ଲୋକଙ୍କଠାରୁ ଆଦାୟ କଲେ। ପ୍ରତ୍ୟେକ ଧନଶାଳୀ ଲୋକଠାରୁ ପଗ୍ଭଶ୍ ଶେକଲ ଲେଖାଏଁ ରୂପା ନେଲେ। ସେ ଅଶୂର ରାଜାଙ୍କୁ ଏହି ଧନ ପାଇବା ପରେ ଇସ୍ରାଏଲ ପରିତ୍ୟାଗ କଲେ ଓ ନିଜ ଦେଶକୁ ଫେରିଗଲେ।
21 ମନହେମଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ ମହାନ କ୍ରିୟା ଇସ୍ରାଏଲ ରାଜବଂଶର ଇତିହାସ ପୁସ୍ତକରେ ଲିଖିତ ହୋଇଅଛି। 22 ମନହେମଙ୍କର ମୃତ୍ୟୁ ହେଲା ଓ ସେ ତାଙ୍କର ପୂର୍ବପୁରୁଷଗଣଙ୍କ ସହିତ କବର ନେଲେ। ତାଙ୍କ ପରେ ତାଙ୍କ ପୁତ୍ର ପକହିୟ ତାଙ୍କ ପଦରେ ରାଜ୍ୟ କଲେ।
ଇସ୍ରାଏଲରେ ପକହିୟଙ୍କ ଶାସନ
23 ଯିହୁଦାର ଅସରିୟଙ୍କ ରାଜତ୍ୱର ପଗ୍ଭଶ୍ ବର୍ଷରେ ମନହେମଙ୍କ ପୁତ୍ର ପକହିୟ ଇସ୍ରାଏଲରେ ରାଜା ହେଲେ ଓ ସେ ଦୁଇ ବର୍ଷ ଶମରିୟାରେ ଶାସନ କଲେ। 24 ପକହିୟ ମଧ୍ୟ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦକାର୍ଯ୍ୟ କଲେ। ସେ ପାପ କାର୍ଯ୍ୟରୁ ବିମୁଖ ହେଲେ ନାହିଁ, ଯାହା ଯାରବିୟାମ ଇସ୍ରାଏଲୀୟମାନଙ୍କୁ ପାପ କରାଇଥିଲେ।
25 ରମଲିୟଙ୍କ ପୁତ୍ର ପେକହ, ପେକହିୟଙ୍କର ସୈନ୍ୟବାହିନୀର ଜଣେ ସେନାପତି ରାଜପ୍ରାସାଦ [a]ରେ ପେକହିୟକୁ ହତ୍ୟା କଲେ। ଯେତେବେଳେ ରାଜାଙ୍କୁ ସେ ହତ୍ୟା କଲେ, ତାଙ୍କ ସହିତ ପଗ୍ଭଶ୍ ଗିଲିୟଦୀୟ ଲୋକ ଥିଲେ। ସେ ତାଙ୍କ ପରେ ନୂତନ ରାଜା ହେଲେ।
26 ଏହି ପକହିୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ହୋଇଅଛି।
ଇସ୍ରାଏଲରେ ପେକହଙ୍କ ଶାସନ
27 ଯିହୁଦାରେ ଅସରିୟଙ୍କର ରାଜତ୍ୱର ବାବନ ବର୍ଷରେ ରମଲିୟଙ୍କର ପୁତ୍ର ପେକହ ଶମରିୟାରେ ଇସ୍ରାଏଲ ଉପରେ ଶାସନ କରିବାକୁ ଆରମ୍ଭ କରି କୋଡ଼ିଏ ବର୍ଷ ରାଜ୍ୟ ଶାସନ କଲେ। 28 ପେକହ ମଧ୍ୟ ସଦାପ୍ରଭୁଙ୍କ ଦୃଷ୍ଟିରେ ପାପ କଲେ। ସେ ପାପ କରିବାକୁ କ୍ଷାନ୍ତ ହେଲେ ନାହିଁ। ଆଉ ସେ ମଧ୍ୟ ନବାଟଙ୍କ ପୁତ୍ର ଯାରବିୟାମ ପରି ଇସ୍ରାଏଲୀୟମାନଙ୍କୁ ପାପ କରାଇଲେ।
29 ଇସ୍ରାଏଲର ରାଜା ପେକହଙ୍କର ସମୟରେ ଅଶୂରର ରାଜା ତିଗ୍ଲତ-ପିଲେଷର ଆସି ଇୟୋନ, ଆବେଲ୍-ବୈଥ୍ମାଖା, ଯାନହୋକେଦେଶ, ହାତ୍ସୋର, ଗିଲିୟଦ, ଗାଲିଲୀ ଓ ସମୁଦାୟ ନପ୍ତାଲି ଦେଶ ଅଧିକାର କଲା। ଆଉ ସେ ଲୋକମାନଙ୍କୁ ବନ୍ଦୀ କରି ଅଶୂରକୁ ନେଇଗଲା।
30 ଏହା ପରେ ଏଲାଙ୍କର ପୁତ୍ର ହୋଶେୟ ରମଲିୟଙ୍କର ପୁତ୍ର ପେକହଙ୍କର ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ସେ ତାଙ୍କୁ ଆଘାତ କରି ବଧ କଲେ। ପୁଣି ଯିହୁଦା ଉପରେ ଉଷିୟଙ୍କର ପୁତ୍ର ଯୋଥମଙ୍କର ରାଜତ୍ୱର କୋଡ଼ିଏ ବର୍ଷରେ ତାଙ୍କର ପଦରେ ରାଜ୍ୟ କଲେ।
31 ଏହି ପେକହଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ହୋଇଅଛି।
ଯୋଥମଙ୍କ ଯିହୁଦାରେ ଶାସନ
32 ଇସ୍ରାଏଲର ରାଜା ରମଲିୟଙ୍କର ପୁତ୍ର ପେକହଙ୍କ ରାଜତ୍ୱର ଦ୍ୱିତୀୟ ବର୍ଷରେ ଯିହୁଦାର ରାଜା ଉଷିୟଙ୍କର ପୁତ୍ର ଯୋଥମ୍ ରାଜ୍ୟ କରିବାକୁ ଆରମ୍ଭ କଲେ। 33 ଯୋଥମ୍ ପଚିଶ୍ ବର୍ଷ ବୟସରେ ରାଜା ହେଲେ ଓ ଷୋହଳ ବର୍ଷ ଯିରୁଶାଲମରେ ରାଜ୍ୟ ଶାସନ କଲେ। ତାଙ୍କର ମାତାଙ୍କ ନାମ ଯିରୁଶା ଓ ସେ ସାଦୋକର କନ୍ୟା ଥିଲେ। 34 ଯୋଥମ୍ ଠିକ୍ ତାଙ୍କର ପିତା ଉଷିୟଙ୍କ ତୁଲ୍ୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ। 35 ମାତ୍ର ସେ ଉଚ୍ଚସ୍ଥଳୀଗୁଡ଼ିକୁ ବିନିଷ୍ଟ କଲେ ନାହିଁ। ସେ ସମୟରେ ମଧ୍ୟ ଲୋକମାନେ ସେହି ଉଚ୍ଚସ୍ଥଳୀରେ ବଳୀଦାନ କଲେ ଓ ଧୂପ ଜଳାଇଲେ। ଯୋଥମ୍ ସଦାପ୍ରଭୁଙ୍କ ମନ୍ଦିରର ଉପର ଦ୍ୱାର ନିର୍ମାଣ କଲେ। 36 ଯୋଥମଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ମହାନ କ୍ରିୟା ଯିହୁଦା ରାଜବଂଶର ଇତିହାସ ପୁସ୍ତକରେ ଲିଖିତ ହୋଇଅଛି।
37 ସେ ସମୟରେ ସଦାପ୍ରଭୁ ଅରାମର ରାଜା ରତସୀନ୍କୁ ଓ ରମଲିୟର ପୁତ୍ର ପେକହଙ୍କୁ ଯିହୁଦା ବିରୁଦ୍ଧରେ ଯୁଦ୍ଧ କରିବାକୁ ପଠାଇଲେ।
38 ଅନନ୍ତର ଯୋଥମଙ୍କର ମୃତ୍ୟୁ ହେଲା ଓ ସେ ତାଙ୍କ ପୂର୍ବପୁରୁଷଙ୍କ ସହିତ ଦାଉଦ ନଗରରେ କବର ନେଲେ। ତାଙ୍କର ପୁତ୍ର ଆହସ ତାଙ୍କ ପଦରେ ରାଜ୍ୟ କଲେ।
1 ପରମେଶ୍ୱରଙ୍କ ସେବକ, ଓ ଯୀଶୁ ଖ୍ରୀଷ୍ଟଙ୍କ ପ୍ରେରିତ ପାଉଲଙ୍କଠାରୁ ପତ୍ର। ପରମେଶ୍ୱରଙ୍କ ମନୋନୀତ ଲୋକମାନଙ୍କ ବିଶ୍ୱାସରେ ସାହାଯ୍ୟ କରିବା ପାଇଁ ମୋତେ ପଠାଯାଇଛି। ସତ୍ୟ ଜାଣିବା ପାଇଁ ସେହି ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ମୋତେ ପଠାଯାଇଛି। ପରମେଶ୍ୱରଙ୍କୁ ଲୋକେ କିପରି ସେବା କରିବେ, ତାହା ସେହି ସତ୍ୟ ଦେଖାଇ ଥାଏ। 2 ଅନନ୍ତ ଜୀବନ ପାଇଁ ଆମ୍ଭର ଆଶାରୁ ସେହି ବିଶ୍ୱାସ ଓ ଜ୍ଞାନ ଆସିଛି। ସମୟ ଆରମ୍ଭ ହେବା ପୂର୍ବରୁ ପରମେଶ୍ୱର ସେହି ଅନନ୍ତ ଜୀବନର ପ୍ରତିଶୃତି ଦେଇଥିଲେ ଓ ପରମେଶ୍ୱର ମିଛ କହନ୍ତି ନାହିଁ। 3 ଉଚିତ୍ ସମୟରେ ପରମେଶ୍ୱର ସେହି ଜୀବନ ବିଷୟରେ ସଂସାରକୁ ଜଣାଇଲେ। ପ୍ରଗ୍ଭର ଦ୍ୱାରା ପରମେଶ୍ୱର ଜଗତକୁ କହିଲେ। ପରମେଶ୍ୱର ମୋତେ ସେହି କାମର ଦାୟିତ୍ୱ ଦେଲେ। ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ୱର ଆଦେଶ ଦେଇଥିବାରୁ ମୁଁ ସେଗୁଡ଼ିକର ପ୍ରଗ୍ଭର କଲି।
4 ଏହି ପତ୍ର ତୀତସଙ୍କୁ ଲେଖାଯାଉଛି। ତୁମ୍ଭେ ସମବିଶ୍ୱାସରେ ମୋର ପ୍ରକୃତ ପୁତ୍ର ଭଳି।
ଆମ୍ଭର ପରମପିତା ପରମେଶ୍ୱର ଖ୍ରୀଷ୍ଟ ଯୀଶୁ, ଆମ୍ଭର ତ୍ରାଣକର୍ତ୍ତାଙ୍କଠାରୁ ତୁମ୍ଭକୁ ଅନୁଗ୍ରହ ଓ ଶାନ୍ତି ମିଳୁ।
କ୍ରୀତୀଠାରେ ତୀତସଙ୍କ କାର୍ଯ୍ୟ
5 ମୁଁ ତୁମ୍ଭକୁ କ୍ରୀତୀଠାରେ ଏବେ ସୁଦ୍ଧା ଯେଉଁ କାମ ବାକି ରହି ଯାଇଛି, ସେଗୁଡ଼ିକୁ ସମ୍ପୂର୍ଣ୍ଣ କରିବା ପାଇଁ ଛାଡ଼ି ଆସିଥିଲି। ମୁଁ ସେଠାରେ ତୁମ୍ଭକୁ ଏଥିପାଇଁ ମଧ୍ୟ ଛାଡ଼ି ଆସିଥିଲି ଯେ ତୁମ୍ଭେ ପ୍ରତ୍ୟେକ ନଗରରେ ପ୍ରାଚୀନ ହେବା ଲୋକମାନଙ୍କୁ ବାଛି ପାରିବ। 6 ଏକ ପ୍ରାଚୀନ ହେବା ପାଇଁ ଜଣେ ଲୋକର ଯେଉଁ ଗୁଣ ଥିବା ଦରକାର, ସେଗୁଡ଼ିକ ହେଲା ସେ ନିର୍ଦ୍ଦୋଷ ଥିବେ। ତାହାଙ୍କର ଜଣେ ମାତ୍ର ସ୍ତ୍ରୀ ଥିବେ। ତାହାଙ୍କର ସନ୍ତାନମାନେ ବିଶ୍ୱାସୀ ହୋଇଥିବେ। ସେମାନେ ହିଂସ୍ର ଜୀବନଯାପନ କରୁ ନ ଥିବେ ଓ ଅନୁଶାସନହୀନ ନ ଥିବେ। 7 ଏହି ପ୍ରାଚୀନମାନଙ୍କର କାମ ହେଉଛି ପରମେଶ୍ୱରଙ୍କ କାମର ଯତ୍ନ ନେବା, ଅତଏବ ସେ ନିର୍ଦ୍ଦୋଷ ହେବା କଥା। ସେ ଗର୍ବୀ, ସ୍ୱାର୍ଥୀ ଓ ଶୀଘ୍ର କ୍ରୋଧୀ ହୋଇ ନ ଥିବେ। ସେ ଅତ୍ୟଧିକ ମଦ୍ୟ ପାନ କରୁ ନ ଥିବେ। ସେ କଳହ ପ୍ରିୟ ହୋଇ ନ ଥିବେ। ଅନ୍ୟମାନଙ୍କୁ ଠକି ଧନୀ ହେବା ପାଇଁ ସର୍ବଦା ଚେଷ୍ଟା କରୁ ନ ଥିବେ। 8 ନିଜ ଘରେ ଲୋକମାନଙ୍କୁ ସ୍ୱାଗତ କରି ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ଥିବେ। ସେ ଉତ୍ତମ ବିଷୟକୁ ପ୍ରେମ କରୁଥିବେ, ଜ୍ଞାନୀ ହୋଇଥିବେ, ଧାର୍ମିକଭାବେ ଜୀବନଯାପନ କରୁଥିବେ, ପବିତ୍ର ହୋଇଥିବେ ଓ ନିଜକୁ ସଂଯମ କରି ପାରୁଥିବେ। ଆମ୍ଭେ ସତ୍ୟର ଯେଉଁ ରୂପରେ ଶିକ୍ଷା ପ୍ରଦାନ କରିଛୁ, ଜଣେ ପ୍ରାଚୀନ, ନିଷ୍ଠାପର ଭାବରେ ତାହା ପାଳନ କରୁଥିବେ। 9 ପ୍ରକୃତ ଶିକ୍ଷାକୁ ବ୍ୟବହାର କରି ଜଣେ ପ୍ରାଚୀନ ଲୋକମାନଙ୍କୁ ସାହାଯ୍ୟ କରିବାରେ ସକ୍ଷମ ହୋଇଥିବେ ଏବଂ ପ୍ରକୃତ ଶିକ୍ଷାର ବିରୋଧୀମାନଙ୍କୁ ସେ ଯେପରି ଦେଖାଇ ଦେବାକୁ ସକ୍ଷମ ହେବେ ଯେ ସେମାନେ ଭୁଲ୍ ଅଟନ୍ତି।
10 ଅନେକ ଲୋକ ଏପରି ଅଛନ୍ତି, ଯେଉଁମାନେ ମାନିବାକୁ ମନା କରନ୍ତି, ଅବାନ୍ତର କଥାମାନ କୁହନ୍ତି ଓ ଅନ୍ୟ ଲୋକମାନଙ୍କୁ ଭୁଲ୍ ବାଟରେ ପରିଗ୍ଭଳିତ କରନ୍ତି। ମୁଁ ବିଶେଷ ଭାବରେ ସେ ଲୋକମାନଙ୍କ ବିଷୟରେ କହୁଛି, ଯେଉଁମାନେ ସମସ୍ତ ଅଣଯିହୂଦୀମାନଙ୍କୁ ସୁନ୍ନତ ହେବା ପାଇଁ କହନ୍ତି। 11 ଜଣେ ପ୍ରାଚୀନ ସେମାନଙ୍କର ଭୁଲ୍ ବିଷୟରେ ତାହାଙ୍କୁ ଅବଗତ କରାଇବାକୁ ସକ୍ଷମ ଥିବେ ଓ ସେମାନଙ୍କୁ ଏପରି ଅବାନ୍ତର କଥା କହିବାରୁ ବନ୍ଦ କରାଇପାରୁଥିବେ। ସେହି ଲୋକମାନେ କୁଶିକ୍ଷାର ଉପଦେଶ ଦେଇ ସମ୍ପୂର୍ଣ୍ଣ ପରିବାରଗୁଡ଼ିକୁ ନଷ୍ଟ କରୁଛନ୍ତି। ସେମାନେ କେବଳ ଲୋକମାନଙ୍କୁ ଠକିବା ପାଇଁ ଏଭଳି ଶିକ୍ଷା ଦିଅନ୍ତି କାରଣ ସେମାନେ ଧନ ଅର୍ଜନ କରିବାକୁ ଇଚ୍ଛା କରନ୍ତି। 12 ତାହାଙ୍କ ନିଜ ଲୋକମାନଙ୍କ ମଧ୍ୟରୁ ଜଣେ, ଯିଏ କି ଭବିଷ୍ୟଦ୍ବକ୍ତା, କହିଛନ୍ତି: “କ୍ରୀତୀର ଲୋକେ ସର୍ବଦା ମିଛ କୁହନ୍ତି। ସେମାନେ ଦୁଷ୍ଟ ପଶୁ ଓ ଅଳସୁଆ। ସେମାନେ ଖାଇବା ଛଡ଼ା ଅନ୍ୟ କିଛି କରନ୍ତି ନାହିଁ।” 13 ସେହି ଭାବବାଦୀଙ୍କ କଥା ସତ। ଅତଏବ ସେମାନଙ୍କୁ କୁହ ଯେ ସେମାନେ ଭୁଲ୍ କରୁଛନ୍ତି। ତୁମ୍ଭେ ତାହାଙ୍କ ପ୍ରତି କଠୋର ହେବା ଉଚିତ୍। ତା’ହେଲେ ସେମାନେ ବିଶ୍ୱାସରେ ଦୃଢ଼ ହେବେ। 14 ତା’ହେଲେ ସେମାନେ ଯିହୂଦୀ ଗପଗୁଡ଼ିକୁ ଗ୍ରହଣ କରିବେ ନାହିଁ କି ସତ୍ୟକୁ ଗ୍ରହଣ କରୁ ନ ଥିବା ଲୋକଙ୍କ ଆଦେଶ ପାଳନ କରିବେ ନାହିଁ।
15 ଯେଉଁମାନେ ପବିତ୍ର, ତାହାଙ୍କ ପାଇଁ ସବୁକିଛି ପବିତ୍ର। କିନ୍ତୁ ଯେଉଁମାନେ ପାପୀ ଓ ଅବିଶ୍ୱାସୀ, ସେମାନଙ୍କ ଲାଗି କିଛି ହେଲେ ପବିତ୍ର ନୁହେଁ। ସେମାନଙ୍କର ଚିନ୍ତା ପାପରେ ଦୂଷିତ ହୋଇଯାଇଛି ଓ ଠିକ୍ କ’ଣ, ସେ ସମ୍ବନ୍ଧରେ ସେମାନଙ୍କର ଜ୍ଞାନ ନଷ୍ଟ ହୋଇ ଯାଇଛି। 16 ସେ ଲୋକମାନେ କୁହନ୍ତି ଯେ ସେମାନେ ପରମେଶ୍ୱରଙ୍କୁ ଜାଣିଛନ୍ତି। କିନ୍ତୁ ଯେଉଁସବୁ ମନ୍ଦ କାମ ସେମାନେ କରୁଛନ୍ତି, ସେଥିରୁ ଜଣାଯାଏ ଯେ ସେମାନେ ପରମେଶ୍ୱରଙ୍କୁ ଗ୍ରହଣ କରନ୍ତି ନାହିଁ। ସେମାନେ ଭୟଙ୍କର ଲୋକ, ଆଜ୍ଞା ବିରୋଧୀ ଓ କୌଣସି ଭଲ କାମ ପାଇଁ ଅଯୋଗ୍ୟ।
ପ୍ରତିମାପୂଜା ଧ୍ୱଂସାଭିମୁଖୀ
8 “ତୂରୀ ବାଦନ କରି ଲୋକମାନଙ୍କୁ ସତର୍କ କରିଦିଅ। ସଦାପ୍ରଭୁଙ୍କ ଗୃହ ଉପରେ ବାଜପକ୍ଷୀ ପରି ଜଗି ରୁହ। ଇସ୍ରାଏଲ ଅଧିବାସୀଗଣ ଆମ୍ଭ ଚୁକ୍ତି ଭଙ୍ଗ କରିଛନ୍ତି। ସେମାନେ ଆମ୍ଭ ବ୍ୟବସ୍ଥା ବିଷୟକୁ ଅମାନ୍ୟ କରିଛନ୍ତି। 2 ସେମାନେ ଆମ୍ଭକୁ ଚିତ୍କାର କରି କହନ୍ତି, ‘ହେ ପରମେଶ୍ୱର ଆମ୍ଭେ ଇସ୍ରାଏଲବାସୀ ତୁମ୍ଭକୁ ଜାଣୁ।’ 3 କିନ୍ତୁ ଇସ୍ରାଏଲ ଭଲ ଜିନିଷ ଗ୍ରହଣ କରି ନ ଥିଲା। ତେଣୁ ଶତ୍ରୁମାନେ ତାକୁ ଆକ୍ରମଣ କରୁଛନ୍ତି। 4 ଇସ୍ରାଏଲୀୟମାନେ ତାଙ୍କର ରାଜା ବାଛିଲେ କିନ୍ତୁ ସେମାନେ ଆମ୍ଭ ଉପଦେଶ ମାନି ନ ଥିଲେ। ଇସ୍ରାଏଲୀୟମାନେ ସେମାନଙ୍କର ନେତା ବାଛିଲେ କିନ୍ତୁ ସେମାନେ ଆମ୍ଭେ ଜାଣିଥିବା ଲୋକକୁ ବାଛି ନ ଥିଲେ। ସେମାନେ ସୁନା, ରୂପା ବ୍ୟବହାର କରି ସେମାନଙ୍କ ପାଇଁ ପ୍ରତିମା ଗଢ଼ିଲେ। ତେଣୁ ସେମାନେ ଧ୍ୱଂସ ହେବେ। 5-6 ହେ ଶମରିୟା, ସଦାପ୍ରଭୁ ତୁମ୍ଭ ଦ୍ୱାରା ପୂଜିତ ହେଉଥିବା ବାଛୁରି ମୂର୍ତ୍ତିକୁ ପ୍ରତ୍ୟାଖ୍ୟାନ କଲେ। ପରମେଶ୍ୱର କହନ୍ତି, ‘ଆମ୍ଭେ ଇସ୍ରାଏଲୀୟମାନଙ୍କ ଉପରେ ଅତ୍ୟନ୍ତ କ୍ରୋଧାନ୍ୱିତ।’ ସେମାନେ ସେମାନଙ୍କର ପାପ ପାଇଁ ଦଣ୍ତିତ ହେବେ। କେତେକ ଶ୍ରମିକ ସେହି ମୂର୍ତ୍ତି ନିର୍ମାଣ କରିଥିଲେ। ସେମାନେ କିନ୍ତୁ ଈଶ୍ୱର ନୁହନ୍ତି। ଶମରିୟାର ବାଛୁରି ମୂର୍ତ୍ତିଗୁଡ଼ିକ ଖଣ୍ତ ବିଖଣ୍ତ ହୋଇ ଭାଙ୍ଗିଯିବ। 7 ଇସ୍ରାଏଲୀୟମାନେ ଗୋଟିଏ ନିର୍ବୋଧ କାମ କଲେ। ସେମାନେ ବାୟୁରେ ଗଛ ଲଗାଇବାକୁ ଚେଷ୍ଟା କରୁଥିଲେ। ସେମାନେ କେବଳ ଦୁଃଖହିଁ ପାଇବେ। ସେମାନେ ଘୂର୍ଣ୍ଣିବାତ୍ୟାକୁ ନିମନ୍ତ୍ରଣ କଲେ। ଜମିରେ ଉତ୍ପନ୍ନ ହେଉଥିବା ଶସ୍ୟ ଖାଦ୍ୟ ଯୋଗାଇବ ନାହିଁ। ଏପରି ଯଦି କିଛି ଉତ୍ପନ୍ନ ହେଲା ତେବେ ତାକୁ ଅଜଣା ଲୋକ ଭକ୍ଷ୍ୟଣ କରିବେ।
8 “ଇସ୍ରାଏଲ ଧ୍ୱଂସ ହୋଇଯାଇଛି।
କେହି ବ୍ୟବହାର କରିବାକୁ ଗ୍ଭହୁଁ ନ ଥିବା ଅଦରକାରୀ ଯନ୍ତ୍ର ପରି
ଇସ୍ରାଏଲର ଲୋକମାନେ ଦେଶର ଗ୍ଭରିଆଡ଼େ ବିଛାଡ଼ି ହୋଇଗଲେ।
9 ଗୋଟିଏ ବନ୍ୟ ଗଧ ନିଜ ସାଥୀ ଖୋଜିବାକୁ ଗଲାପରି, ଇଫ୍ରୟିମ ଅଶୂରକୁ ଯାଇଛନ୍ତି।
ସେମାନେ ନିଜ ପାଇଁ ‘ପ୍ରେମିକମାନଙ୍କୁ’ ଭଡ଼ାରେ ଆଣିଛନ୍ତି।
10 ଯଦ୍ୟପି ଇସ୍ରାଏଲ ଅନ୍ୟ ରାଷ୍ଟ୍ରମାନଙ୍କରୁ ‘ପ୍ରେମିକମାନଙ୍କୁ’ ଭଡ଼ାରେ ଆଣିଲେ।
ଆମ୍ଭେ ତାକୁ ବିଗ୍ଭର ପାଇଁ ଏକତ୍ରିତ କରିବା।
ସେମାନେ ରାଜାମାନଙ୍କ ଓ ରାଜକୁମାରମାନଙ୍କଠାରୁ
ଖୁବ୍ ଶୀଘ୍ର ହଇରାଣ ଓ ଅତ୍ୟାଗ୍ଭରିତ ହେବେ।
ଇସ୍ରାଏଲ ପରମେଶ୍ୱରଙ୍କୁ ଭୁଲି ପ୍ରତିମାପୂଜା କରେ
11 “ଇଫ୍ରୟିମ ପାପପୂର୍ଣ୍ଣ ମୂର୍ତ୍ତି ପୂଜା କରିବା ପାଇଁ
ଅଧିକରୁ ଅଧିକ ଯଜ୍ଞବେଦି ନିର୍ମାଣ କଲା।
ତା’ ପାଇଁ ଏଗୁଡ଼ିକ ପାପ କରିବାର ଯଜ୍ଞବେଦି ହୋଇଛି।
12 ଏପରିକି ଆମ୍ଭେ ଇଫ୍ରୟିମ ପାଇଁ 10,000 ନିୟମ ଲେଖିଲେ ମଧ୍ୟ ସେ
ସେଗୁଡ଼ିକ ଅଜଣା ଦ୍ରବ୍ୟ ପରି ବିବେଚନା କରିବ।
13 ଇସ୍ରାଏଲୀୟମାନେ ବଳିଦାନକୁ ଭଲ ପାଆନ୍ତି।
ସେ ମାଂସ ଅର୍ପଣ କରି ତାକୁ ଭକ୍ଷ୍ୟଣ କରନ୍ତି।
ସଦାପ୍ରଭୁ ସେମାନଙ୍କର ବଳିଦାନକୁ ଗ୍ରହଣ କରନ୍ତି ନାହିଁ।
ସେ ସେମାନଙ୍କର ପାପକୁ ମନେ ରଖନ୍ତି।
ଏଥିପାଇଁ ସେ ସେମାନଙ୍କୁ ଦଣ୍ତ ଦେବେ
ଏବଂ ସେମାନେ ବନ୍ଦୀ ଭାବରେ ମିଶରକୁ ପ୍ରେରିତ ହେବେ।
14 ଇସ୍ରାଏଲ ରାଜାଙ୍କର ଅଟ୍ଟାଳିକା ନିର୍ମାଣ କଲେ
କିନ୍ତୁ ସୃଷ୍ଟିକର୍ତ୍ତାଙ୍କୁ ଭୁଲିଗଲେ।
ବର୍ତ୍ତମାନ ଯିହୁଦା ସୁଦୃଢ଼ ଦୁର୍ଗ ନିର୍ମାଣ କରିବ
ଯାହାକୁ ଆମ୍ଭେ ଅଗ୍ନି ପଠାଇ ସେହି ସୁଦୃଢ଼ ଦୁର୍ଗକୁ ପୋଡ଼ି ଧ୍ୱଂସ କରିବା।”
ଏକ ଆରୋହଣ ଗୀତ।
123 ସଦାପ୍ରଭୁ, ମୁଁ ତୁମ୍ଭକୁ ଗ୍ଭହିଁ, ପ୍ରାର୍ଥନା କରେ।
ତୁମ୍ଭେ ସ୍ୱର୍ଗରେ ରାଜାପରି ବସ।
2 କ୍ରୀତଦାସମାନେ ସେମାନଙ୍କ ଆବଶ୍ୟକ ଦ୍ରବ୍ୟ ପାଇଁ
ତାଙ୍କର କର୍ତ୍ତାଙ୍କ ଉପରେ ନିର୍ଭର କରନ୍ତି।
ଠିକ୍ ସେହିପରି, ଆମ୍ଭେ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କଠାରେ ନିର୍ଭର କରୁ।
ଆମ୍ଭେ ପରମେଶ୍ୱରଙ୍କ ପାଇଁ ଅପେକ୍ଷା କରୁ, ଆମ୍ଭକୁ ଦୟା ଦେଖାଅ।
3 ଆମ୍ଭମାନଙ୍କ ପ୍ରତି ଦୟାଶୀଳ ହୁଅ, ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଦୟାଶୀଳ ହୁଅ!
ଆମ୍ଭେମାନେ ଦୀର୍ଘ ସମୟ ଅପମାନିତ ହୋଇଅଛୁ।
4 ସେହି ଅଳସୁଆ ଓ ଅହଙ୍କାରୀମାନଙ୍କଠାରୁ ଆମ୍ଭକୁ ବହୁତ ଅପମାନ
ଓ ଘୃଣ୍ୟ ବାକ୍ୟସବୁ ମିଳିଅଛି।
ଦାଉଦଙ୍କ ରଚିତ ଏକ ଆରୋହଣ ଗୀତ।
124 ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥା’ନ୍ତେ ତେବେ ଆମ୍ଭମାନଙ୍କ ପ୍ରତି କ’ଣ ହୋଇଥା’ନ୍ତା?
ଇସ୍ରାଏଲ ଆମ୍ଭମାନଙ୍କୁ ଉତ୍ତର ଦିଅ।
2 କ’ଣ ହୋଇଥା’ନ୍ତା ଆମ୍ଭମାନଙ୍କର ଯଦି ସଦାପ୍ରଭୁ ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥା’ନ୍ତେ।
ଯେତେବେଳେ ଆମ୍ଭ ପ୍ରତିପକ୍ଷଗଣ ଆମ୍ଭମାନଙ୍କୁ ଆକ୍ରମଣ କରିଥିଲେ?
3 ଆମ୍ଭମାନଙ୍କ ବିରୁଦ୍ଧରେ ସେମାନଙ୍କ କୋପ ପ୍ରଜ୍ୱଳିତ ହେବା ବେଳେ
ସେମାନେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥା’ନ୍ତେ।
4 ଆମ୍ଭମାନଙ୍କ ଶତ୍ରୁ ସୈନ୍ୟମାନେ ଆମ୍ଭମାନଙ୍କୁ
ଜଳରାଶି ପରି ମଗ୍ନ କରିଥା’ନ୍ତେ।
ସ୍ରୋତ ଆମ୍ଭମାନଙ୍କର ପ୍ରାଣ ଉପର ଦେଇ ଯାଇଥା’ନ୍ତା।
5 ଗର୍ଜୁଥିବା ଜଳରାଶି ଆମ୍ଭକୁ
ବୁଡ଼ାଇ ଦେଇଥା’ନ୍ତା।
6 ସଦାପ୍ରଭୁଙ୍କର ପ୍ରଶଂସା କର।
ସେ ଆମ୍ଭମାନଙ୍କୁ ସେମାନଙ୍କର ଦାନ୍ତର ଶିକାର ହେବାକୁ ଦେଇ ନାହାନ୍ତି।
7 ଆମ୍ଭେମାନେ ହେଉଛୁ ଜାଲରେ ପଡ଼ିଥିବା ଚଢ଼େଇମାନଙ୍କ ପରି, ଯେଉଁମାନେ ଜାଲରୁ ରକ୍ଷା ପାଇଥା’ନ୍ତି।
ତା’ପରେ ଜାଲ ଛିଣ୍ଡିଗଲା ଓ ଆମ୍ଭେମାନେ ରକ୍ଷା ପାଇଗଲୁ।
8 ଆମ୍ଭମାନଙ୍କର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସିଲା,
ଯିଏ ସ୍ୱର୍ଗ ଓ ପୃଥିବୀକୁ ନିର୍ମାଣ କଲେ।
ଆରୋହଣ ଗୀତ।
125 ଯେଉଁ ଲୋକମାନେ ସଦାପ୍ରଭୁଙ୍କଠାରେ ବିଶ୍ୱାସ ରଖନ୍ତି ସେମାନେ ସିୟୋନ ପର୍ବତ ତୁଲ୍ୟ।
ସେମାନେ କେବେ ମଧ୍ୟ ଥରିବେ ନାହିଁ।
ସେମାନେ ନିତ୍ୟସ୍ଥାୟୀ ହୋଇ ବଞ୍ଚି ରହିବେ।
2 ଯେମନ୍ତ ଯିରୁଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ,
ତେମନ୍ତ ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁଃର୍ଦ୍ଦିଗରେ ଥା’ନ୍ତି।
ସେ ତାଙ୍କର ଲୋକମାନଙ୍କୁ ଚିରଦିନ ପାଇଁ ରକ୍ଷା କରିବେ।
3 ଧାର୍ମିକ ଲୋକମାନଙ୍କର ଭୂମିକୁ ସଦାକାଳ ଅଧର୍ମ ଲୋକମାନେ ନିଜ ନିୟନ୍ତ୍ରଣରେ ରଖିପାରିବେ ନାହିଁ।
ଯଦି ଏପରି ଘଟିଲା, ତେବେ ଧାର୍ମିକ ଲୋକମାନେ ଅଧର୍ମ କାର୍ଯ୍ୟ କରିବାକୁ ଆରମ୍ଭ କରିଦେବେ।
4 ସଦାପ୍ରଭୁ, ଉତ୍ତମ ଲୋକମାନଙ୍କ ପ୍ରତି ମଙ୍ଗଳ କର।
ପବିତ୍ର ହୃଦୟ ସହିତ ଲୋକମାନଙ୍କର ମଙ୍ଗଳ କର।
5 ସଦାପ୍ରଭୁ, ସେହିମାନଙ୍କୁ ଦଣ୍ଡ ଦିଅ, ଯେଉଁମାନେ ଅପରାଧ ଦିଗ ଆଡ଼କୁ ମାଡ଼ନ୍ତି।
ସେହିମାନଙ୍କୁ ଦଣ୍ଡ ଦିଅ, ଯେଉଁମାନେ ଅପରାଧ କରନ୍ତି।
ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।
2010 by World Bible Translation Center