Print Page Options
Previous Prev Day Next DayNext

M’Cheyne Bible Reading Plan

The classic M'Cheyne plan--read the Old Testament, New Testament, and Psalms or Gospels every day.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ରାଜାବଳୀର ଦ୍ୱିତୀୟ ପୁସ୍ତକ 17

ଇସ୍ରାଏଲରେ ହୋଶେୟଙ୍କ ଶାସନ ଆରମ୍ଭ

17 ଯିହୁଦାରେ ଆହସଙ୍କ ରାଜତ୍ୱର ଦ୍ୱାଦଶ ବର୍ଷରେ ଏଲାଙ୍କର ପୁତ୍ର ହୋଶେୟ ଶମରିୟାରେ ଇସ୍ରାଏଲ ଉପରେ ରାଜ୍ୟ ଶାସନ କରିବା ଆରମ୍ଭ କଲେ ଓ ସେ ନଅ ବର୍ଷ ରାଜତ୍ୱ କଲେ। ହୋଶେୟ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ। ମାତ୍ର ତାଙ୍କ ପୂର୍ବରୁ ଶାସନ କରୁଥିବା ଇସ୍ରାଏଲ ରାଜାମାନଙ୍କ ପରି ସେ ଖରାପ ନ ଥିଲେ।

ତାଙ୍କ ବିରୁଦ୍ଧରେ ଅଶୂରର ରାଜା ସ‌ଲ୍‌‌‌ମନେଷର ଯୁଦ୍ଧ କରିବାକୁ ଆସିଲେ। ସେ ତାଙ୍କୁ ପରାସ୍ତ କରି ନିଜର ଅଧୀନସ୍ଥ କଲେ। ତେଣୁ ହୋଶେୟ ତାଙ୍କୁ ସନ୍ତୁଷ୍ଟ କରିବାକୁ ବ୍ୟକ୍ତିଗତ ଭାବରେ ଦାନ ଦେଲେ।

ପରେ ହୋଶେୟ ମିଶରର ରାଜା ସୋଙ୍କ ନିକଟକୁ ଦୂତ ପଠାଇ ସାହାଯ୍ୟ ପାଇଁ ପଗ୍ଭରିଲେ। ଅଶୂରର ରାଜା ହୋଶେୟଙ୍କର ଏ ଚକ୍ରାନ୍ତ ବିଷୟରେ ଜାଣିବାକୁ ପାଇଲେ। ହୋଶେୟ ମଧ୍ୟ ତାଙ୍କ ନିକଟକୁ ଏହି ବର୍ଷ ବାର୍ଷିକ ଭେଟି ପଠାଇଲେ ନାହିଁ। ଏଣୁ ଅଶୂରର ରାଜା ହୋଶେୟଙ୍କୁ ବନ୍ଦୀ କରି କରାଗାରରେ ରଖିଲେ।

ଅଶୁରର ରାଜା ଇସ୍ରାଏଲର ବହୁସ୍ଥାନଗୁଡ଼ିକୁ ଆକ୍ରମଣ କଲେ ଓ ଶମରିୟାକୁ ଆସି ତା’ ବିରୁଦ୍ଧରେ ତିନି ବର୍ଷ ଧରି ଯୁଦ୍ଧ କଲେ। ହୋଶେୟଙ୍କ ରାଜତ୍ୱର ନବମ ବର୍ଷରେ ଅଶୂରର ରାଜା ଶମରିୟା ଅଧିକାର କଲେ। ସେ ଇସ୍ରାଏଲୀୟମାନଙ୍କୁ ବନ୍ଦୀ କରି ଅଶୂରକୁ ନେଇଗଲା ଓ ସେମାନଙ୍କୁ ଗୋଶୋନ ନଗରର ହାବୋର ନଦୀର ହଲହରେ ଓ ମାଦୀୟମାନଙ୍କ ନାନା ଦେଶରେ ରଖିଲେ।

ଏସବୁ ଘଟିବାର କାରଣ ହେଲା ଇସ୍ରାଏଲୀୟମାନେ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ପାପକର୍ମ କରିଥିଲେ। ଯେଉଁ ସଦାପ୍ରଭୁ ସେମାନଙ୍କୁ ମିଶରରୁ ଆଣି ଥିଲେ ଓ ମିଶରର ରାଜା ଫାରୋଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କରିଥିଲେ, ସେମାନେ ତାଙ୍କୁ ପୂଜା ନ କରି ଅନ୍ୟ ଦେବତାମାନଙ୍କୁ ପୂଜା କଲେ। ଜାତିମାନଙ୍କ ଦ୍ୱାରା କରିଥିବା କାର୍ଯ୍ୟଗୁଡ଼ିକ ସେମାନେ କରିବାକୁ ଆରମ୍ଭ କଲେ। ଏଣୁ ସଦାପ୍ରଭୁ ଦେଶରୁ ପରିତ୍ୟାଗ କରିବାକୁ ବାଧ୍ୟ ହେଲେ, ଯେତେବେଳେ ଇସ୍ରାଏଲ ଲୋକମାନେ ଆସିଲେ। ଆଉ ମଧ୍ୟ ଇସ୍ରାଏଲୀୟମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ଗୁପ୍ତ ପାପରେ ଲିପ୍ତ ହେଲେ।

ପୁଣି ଦୁର୍ଗଠାରୁ ଆରମ୍ଭ କରି ପ୍ରାଚୀରବେଷ୍ଟିତ ନଗର ପର୍ଯ୍ୟନ୍ତ ସମସ୍ତ ସ୍ଥାନରେ ଉଚ୍ଚସ୍ଥଳୀମାନ ସେମାନେ ନିର୍ମାଣ କଲେ। 10 ସେମାନେ ପ୍ରତ୍ୟେକ ଉଚ୍ଚପର୍ବତ ଉପରେ ଓ ପ୍ରତ୍ୟେକ ହରିତ୍ ବର୍ଣ୍ଣ ବୃକ୍ଷମୂଳରେ ସ୍ମରଣାର୍ଥକ ସ୍ତମ୍ଭ ଓ ଆଶେରା ମୂର୍ତ୍ତିମାନ ସ୍ଥାପନ କଲେ। 11 ପୁଣି ସେଠାରେ ଥିବା ସମସ୍ତ ଉଚ୍ଚସ୍ଥଳୀମାନଙ୍କରେ ସଦାପ୍ରଭୁଙ୍କ ଦ୍ୱାରା ବିତାଡ଼ିତ ହୋଇଥିବା ଦେଶୀୟମାନଙ୍କ ପରି ସେମାନେ ଧୂପ ଜଳାଇଲେ ଓ ସଦାପ୍ରଭୁଙ୍କ ବିରକ୍ତି ପାଇଁ ଦୁଷ୍କର୍ମ କଲେ। 12 “ପୁଣି ତୁମ୍ଭେମାନେ ଏହି କର୍ମ କରିବ ନାହିଁ, ଏହିରୂପେ ଯେଉଁ ଦେବତାମାନଙ୍କ ବିଷୟରେ କହିଥିଲେ, ସେହି ଦେବତାମାନଙ୍କୁ ସେମାନେ ପୂଜା କଲେ।”

13 ତଥାପି ସଦାପ୍ରଭୁ ପ୍ରତ୍ୟେକ ଭବିଷ୍ୟ‌ଦ୍‌ବକ୍ତା ଓ ପ୍ରତ୍ୟେକ ଦୃଷ୍ଟିକାରୀଙ୍କୁ ଇସ୍ରାଏଲ ଓ ଯିହୁଦାର ପ୍ରତି ଚେତାବନୀ ଦେଇ କହିଲେ, “ତୁମ୍ଭେମାନେ ତୁମ୍ଭମାନଙ୍କର କୁକାର୍ଯ୍ୟରୁ ବିରତ ହୁଅ, ଆଉ ମୁଁ ତୁମ୍ଭମାନଙ୍କ ପିତୃଲୋକଙ୍କ ପାଇଁ ଯେଉଁ ଆଦେଶ କଲି ଓ ଯାହାସବୁ ମୋର ସେବକ ଭବିଷ୍ୟ‌ଦ୍‌ବକ୍ତାଗଣଙ୍କ ହସ୍ତରେ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ତଦନୁସାରେ ମୋର ବ୍ୟବସ୍ଥା ଓ ବିଧି ସବୁ ପାଳନ କର।”

14 ମାତ୍ର ସେମାନେ ଶୁଣିଲେ ନାହିଁ। ସେମାନେ ସେମାନଙ୍କ ପୂର୍ବପୁରୁଷମାନଙ୍କ ପରି ଅବାଧ୍ୟ ହେଲେ। ସେମାନଙ୍କର ପୂର୍ବପୁରୁଷଗଣ ସଦାପ୍ରଭୁ ଯେ ସେମାନଙ୍କର ପରମେଶ୍ୱର ଏହା ବିଶ୍ୱାସ କଲେ ନାହିଁ। 15 ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା ଓ ସେମାନଙ୍କ ପିତୃଗଣଙ୍କ ସହିତ କୃତ ତାଙ୍କର ନିୟମ ଓ ସେମାନଙ୍କର ପ୍ରତି ଦତ୍ତ ତାହାଙ୍କର ସାକ୍ଷ୍ୟସବୁ ଅଗ୍ରାହ୍ୟ କଲେ। ସେମାନେ ସଦାପ୍ରଭୁଙ୍କ ଚେତାବନୀ ଶୁଣିବାକୁ ଅମାନ୍ୟ କଲେ। ସେମାନେ ମୂଲ୍ୟହୀନ ମୂର୍ତ୍ତିଗୁଡ଼ିକୁ ଅନୁସରଣ କଲେ, ପୂଜା କଲେ ଏବଂ ସେମାନେ ନିଜେ ମୂଲ୍ୟହୀନ ହୋଇଗଲେ। ସେମାନେ ତାଙ୍କ ଚତୁର୍ପାର୍ଶ୍ୱରେ ଜାତି ପରି ବାସ କଲେ, ଯଦିଓ ସଦାପ୍ରଭୁ ସେମାନଙ୍କୁ ଆଦେଶ ଦେଇଥିଲେ, “ସେମାନେ ଯାହା କରନ୍ତି ତୁମ୍ଭେମାନେ ତାହା କର ନାହିଁ।” ଯାହା ସଦାପ୍ରଭୁ ସେମାନଙ୍କୁ କରିବାକୁ ମନା କରିଥିଲେ, ସେମାନେ ତାହା କଲେ।

16 ପୁଣି ସେମାନେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱରଙ୍କ ଆଜ୍ଞା ତ୍ୟାଗ କଲେ। ସେମାନେ ସୁବର୍ଣ୍ଣର ଦୁଇ ଗୋବତ୍ସ ଓ ଆଶେରା ମୂର୍ତ୍ତି ନିର୍ମାଣ କଲେ। ସେମାନେ ଆକାଶର ତାରାଗଣଙ୍କୁ ପୂଜା କଲେ ଓ ବା‌ଲ୍‌‌‌ର ସେବା କଲେ। 17 ଆଉ ସେମାନେ ନିଜର ପୁତ୍ରକନ୍ୟାମାନଙ୍କୁ ଅଗ୍ନିରେ ବଳିଦାନ କଲେ। ସେମାନେ ଭବିଷ୍ୟ‌ଦ୍‌ବାଣୀ କରିବା ପାଇଁ ଯାଦୁବିଦ୍ୟା, ଡାହାଣି ବିଦ୍ୟା ଓ ଜ୍ୟୋତିଷବିଦ୍ୟାଗୁଡ଼ିକ ବ୍ୟବହାର କଲେ। ସଦାପ୍ରଭୁଙ୍କୁ କ୍ରୋଧାନ୍ୱିତ କରିବା ପାଇଁ ତାଙ୍କ ଦୃଷ୍ଟିରେ କୁକର୍ମ କରିବାକୁ ସେମାନେ ନିଜକୁ ବିକ୍ରୟ କଲେ। 18 ଏଣୁ ସଦାପ୍ରଭୁ ଇସ୍ରାଏଲ ଉପରେ ଅତ୍ୟନ୍ତ କ୍ରୋଧ ହେଲେ ଓ ସେମାନଙ୍କୁ ନିଜ ଦୃଷ୍ଟିରୁ ଦୂରେଇ ଦେଲେ। କେବଳ ଯିହୁଦାର ଗୋଷ୍ଠୀ ଛଡ଼ା ଆଉ କେହି ଅବଶିଷ୍ଟ ରହିଲେ ନାହିଁ।

ଯିହୁଦାର ଲୋକମାନେ ମଧ୍ୟ ଅପରାଧୀ

19 ଏବଂ ଏପରିକି ଯିହୁଦାର ଲୋକମାନେ ମଧ୍ୟ ସଦାପ୍ରଭୁ ସେମାନଙ୍କର ପରମେଶ୍ୱରଙ୍କ ଆଜ୍ଞା ମାନିଲେ ନାହିଁ। ସେମାନେ ଇସ୍ରାଏଲର ଲୋକମାନଙ୍କର ପ୍ରଥାକୁ ଅନୁସରଣ କଲେ।

20 ଏଣୁ ସଦାପ୍ରଭୁ ସମସ୍ତ ଇସ୍ରାଏଲୀୟଙ୍କୁ ଅଗ୍ରାହ୍ୟ କଲେ। ସେ ସେମାନଙ୍କୁ କ୍ଳେଶ ଦେଲେ। ସେମାନଙ୍କୁ ବିନାଶକାରୀମାନଙ୍କ ହସ୍ତରେ ସମର୍ପଣ କଲେ। ଶେଷରେ ସେ ସେମାନଙ୍କୁ ନିଜ ଦୃଷ୍ଟି ପଥରୁ ଦୂରେଇ ଦେଲେ ଓ ସେମାନଙ୍କୁ ପରିତ୍ୟାଗ କଲେ। 21 ପୁଣି ସଦାପ୍ରଭୁ ଦାଉଦ ବଂଶରୁ ଇସ୍ରାଏଲକୁ ଛିନ୍ନ କଲେ। ଆଉ ସେମାନେ ନବାଟର ପୁତ୍ର ଯାରବିୟାମଙ୍କୁ ସେମାନଙ୍କର ରାଜା କଲେ। ଯାରବିୟାମ ଇସ୍ରାଏଲୀୟମାନଙ୍କୁ ସଦାପ୍ରଭୁଙ୍କର ଅନୁଗାମୀ ହେବାକୁ ନିବୃତ୍ତ କଲେ ଓ ସେମାନଙ୍କୁ ମହାପାପ କରାଇଲେ। 22 ତେଣୁ ଇସ୍ରାଏଲୀୟମାନେ ଯାରବିୟାମଙ୍କ କୃତ ସମସ୍ତ ପାପ କଲେ। ସେମାନେ ତାଙ୍କ ସେହି ପାପଗୁଡ଼ିକ କରିବାରୁ ବିମୁଖ ହେଲେ ନାହିଁ। 23 ଶେଷରେ ସଦାପ୍ରଭୁ ଆପଣା ଭବିଷ୍ୟ‌ଦ୍‌ବକ୍ତା ସେବକମାନଙ୍କ ଦ୍ୱାରା ଯେପରି କହିଥିଲେ ତଦନୁସାରେ ଇସ୍ରାଏଲକୁ ସେ ନିଜ କୃପାଦୃଷ୍ଟିରୁ ଦୂରେଇ ଦେଲେ। ତେଣୁ ଇସ୍ରାଏଲୀୟମାନେ ଇସ୍ରାଏଲରୁ ନିର୍ବାସିତ ହୋଇ ଅଶୂରରେ ରହିଲେ। ସେମାନେ ଆଜିଯାଏ ସେଠାରେ ରହି ଆସୁଛନ୍ତି।

Foreigners Settle in Israel

24 ଅନନ୍ତର ଅଶୂରର ରାଜା ବାବିଲ୍, କୂଥା, ଅବ୍ବା, ହମାତ୍ ଓ ସଫର୍ବୟିମଠାରୁ ଲୋକ ଆଣି ଇସ୍ରାଏଲୀୟମାନଙ୍କ ବଦଳରେ ଶମରିୟାର ବିଭିନ୍ନ ନଗରରେ ସ୍ଥାପନ କଲେ। ତହୁଁ ସେମାନେ ଶମରିୟା ଅଧିକାର କରି ସେଠାରେ ନାନା ନଗରରେ ବାସ କଲେ। 25 ଏହି ଲୋକମାନେ ଶମରିୟାରେ ଯେତେବେଳେ ବାସ କରିବାକୁ ଆରମ୍ଭ କଲେ ସେତେବେଳେ ସେମାନେ ସଦାପ୍ରଭୁଙ୍କୁ ଭୟ କଲେ ନାହିଁ। ତେଣୁ ସଦାପ୍ରଭୁ ସେମାନଙ୍କୁ ଆକ୍ରମଣ କରିବାକୁ ସିଂହ ପଠାଇଲେ। ସିଂହମାନେ ଲୋକମାନଙ୍କ ମଧ୍ୟରୁ କେତେକଙ୍କୁ ବଧ କଲେ। 26 ଏଣୁ କେତେକ ଲୋକ ଅଶୁରର ରାଜାକୁ କହିଲେ, “ଆପଣ ଯେଉଁ ଲୋକମାନଙ୍କୁ ନିର୍ବାସିତ କଲେ ଓ ଶମରିୟାରେ ରଖିଲେ, ସେହି ଦେଶର ଦେବତାମାନଙ୍କର ନିୟମ ଜାଣନ୍ତି ନାହିଁ। ତେଣୁ ସେ ସେମାନଙ୍କୁ ହତ୍ୟା କରିବାକୁ ପଠାଉଛନ୍ତି। କାରଣ ସେହି ଲୋକମାନେ ସେହି ଦେଶର ଦେବତାଙ୍କ ବ୍ୟବସ୍ଥା ଜାଣନ୍ତି ନାହିଁ।”

27 ତେଣୁ ଅଶୂର ରାଜା ସେମାନଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ସେଠାରୁ ଯେଉଁ ଯାଜକମାନଙ୍କୁ ବାଛିଅଛ, ସେମାନଙ୍କ ମଧ୍ୟରୁ ସେଠାକୁ ନେଇଯାଅ। ସେମାନେ ସେଠାକୁ ଯାଇ ବାସ କରନ୍ତୁ ଓ ସେ ସ୍ୱଦେଶୀୟ ଦେବତାର ବିଧି ଲୋକମାନଙ୍କୁ ଶିଖାଉ।”

28 ତେଣୁ ଅଶୂରର ଲୋକମାନେ ଶମରିୟାରୁ ଆଣିଥିବା ଯାଜକମାନଙ୍କ ମଧ୍ୟରୁ ଜଣକୁ ବୈଥେ‌ଲ୍‌କୁ ନେଇଗଲେ। ସେ ଯାଜକ ସଦାପ୍ରଭୁଙ୍କୁ କିପରି ଭୟ କରିବା ଉଚିତ୍, ତାହା ସେମାନଙ୍କୁ ଶିକ୍ଷା ଦେଲେ।

29 ମାତ୍ର ପ୍ରତ୍ୟେକ ଗୋଷ୍ଠୀ ଆପଣା ଆପଣା ଦେବତା ନିର୍ମାଣ କଲେ। ସେମାନେ ତାଙ୍କର ଦେବତାମାନଙ୍କୁ ଉଚ୍ଚସ୍ଥାନମାନଙ୍କରେ ପୂଜା କଲେ। ଯେଉଁସବୁ ମନ୍ଦିର ଶମରିୟାର ଲୋକମାନେ ନିର୍ମାଣ କରିଥିଲେ, ତହିଁ ମଧ୍ୟରୁ ସେମାନେ ମିଥ୍ୟା ଦେବତାମାନଙ୍କୁ ସେମାନଙ୍କର ସମସ୍ତ ନଗରଗୁଡ଼ିକରେ ସ୍ଥାପନ କଲେ। ଯେଉଁଠାରେ ସେମାନେ ବାସସ୍ଥଳୀ କଲେ। 30 ପୁଣି ବାବିଲୀୟ ଲୋକମାନେ ସୁ‌କ୍‌କୋତ୍-ବନୋତ୍ ମିଥ୍ୟା ଦେବତା ତିଆରି କଲେ। ହମାତୀୟ ଲୋକମାନେ ଅଶୀମା ମିଥ୍ୟା ଦେବତା ତିଆରି କଲେ ଓ କୂଥୀୟ ଲୋକମାନେ ମଧ୍ୟ ନେର୍ଗଲ ମିଥ୍ୟା ଦେବତା ମାନ ତିଆରି କଲେ। 31 ଅବ୍ବୀୟ ଲୋକମାନେ ନିଭସ୍ ଓ ତିର୍ତ୍ତକ୍ ମିଥ୍ୟା ଦେବତାମାନଙ୍କୁ ତିଆରି କଲେ ଓ ସମ୍ପର୍କୀୟ ଲୋକମାନେ ସଫର୍ବୟିମର ଅଦ୍ରମ୍ମେଲକ୍ ଓ ଅନମ୍ମେଲକ୍ ଦେବତାମାନଙ୍କ ଉଦ୍ଦେଶ୍ୟରେ ନିଜ ନିଜ ସନ୍ତାନମାନଙ୍କୁ ଦ‌ଗ୍‌ଧ କଲେ।

32 ସେମାନେ ମଧ୍ୟ ସଦାପ୍ରଭୁଙ୍କୁ ଉପାସନା କଲେ। ସେମାନେ ଉଚ୍ଚସ୍ଥଳୀରେ ଯାଜକଗଣଙ୍କୁ ନିଯୁକ୍ତ କଲେ। ସେମାନେ ସେମାନଙ୍କୁ ଲୋକମାନଙ୍କ ମଧ୍ୟରୁ ବାଛିଲେ। ଏହି ଯାଜକମାନେ ସେହି ଉଚ୍ଚସ୍ଥଳୀରେ ମନ୍ଦିରସବୁରେ ପଶୁଗୁଡ଼ିକ ବଳିଦାନ କଲେ। 33 ସେମାନେ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କଲେ। ଏବଂ ସେମାନେ ମଧ୍ୟ ସେମାନଙ୍କର ଦେଶର ଦେବତାମାନଙ୍କର ସେବା କଲେ।

34 ସେମାନେ ଆଜି ପର୍ଯ୍ୟନ୍ତ ମଧ୍ୟ ପୂର୍ବବିଧି ଅନୁସାରେ ଚଳୁଛନ୍ତି। ସେମାନେ ସଦାପ୍ରଭୁଙ୍କୁ ଭୟ କରୁ ନାହାନ୍ତି। ଇସ୍ରାଏଲୀୟମାନଙ୍କର ବିଧି ଓ ଆଜ୍ଞା ସେମାନେ ପାଳନ କରୁ ନାହାନ୍ତି। ସଦାପ୍ରଭୁ ଯାକୁବର ସନ୍ତାନଗଣଙ୍କୁ ଇସ୍ରାଏଲ ନାମ ଦେଇଥିଲେ। ସେମାନେ ସଦାପ୍ରଭୁଙ୍କର ବ୍ୟବସ୍ଥା ଓ ଆଜ୍ଞା ପାଳନ କରୁ ନାହାନ୍ତି। 35 ଇସ୍ରାଏଲର ସନ୍ତାନମାନଙ୍କ ସହିତ ସଦାପ୍ରଭୁ ଚୁକ୍ତି କଲେ ଏବଂ ସେମାନଙ୍କୁ ଆଜ୍ଞା ଦେଲେ, “ତୁମ୍ଭେମାନେ ଅନ୍ୟ ଦେବତାମାନଙ୍କୁ ନିଶ୍ଚୟ ପୂଜା କରିବ ନାହିଁ କିମ୍ବା ସେମାନଙ୍କର ସେବା କରିବ ନାହିଁ। ତୁମ୍ଭେ ସେମାନଙ୍କୁ ନିଶ୍ଚୟ ଭୟ କରିବ ନାହିଁ କିମ୍ବା ସେମାନଙ୍କର ସମ୍ମାନାର୍ଥେ ବଳିଦାନ ଉତ୍ସର୍ଗ କରିବ ନାହିଁ। 36 ତୁମ୍ଭେମାନେ କେବଳ ସଦାପ୍ରଭୁଙ୍କୁ ନିଶ୍ଚୟ ଭୟ କରିବ, ଯିଏ ମହାପରାକ୍ରମ ଦ୍ୱାରା ତୁମ୍ଭମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଲେ। ତୁମ୍ଭେମାନେ ନିଶ୍ଚୟ ତାହାଙ୍କୁ ପ୍ରଣାମ କରିବ ଓ ତାଙ୍କୁ ଉପାସନା କରିବ ଏବଂ ତାଙ୍କ ସମ୍ମାନାର୍ଥେ ବଳିଦାନ ଉତ୍ସର୍ଗ କରିବ। 37 ପୁଣି ସେ ତୁମ୍ଭମାନଙ୍କ ପାଇଁ ଯେଉଁ ଯେଉଁ ବିଧି, ଶାସନବ୍ୟବସ୍ଥା ଓ ଶିକ୍ଷାସମୂହ ଲେଖି ଅଛନ୍ତି। ତୁମ୍ଭେମାନେ ତାହା ସଦାକାଳ ପାଳନ କରିବାକୁ ମନୋଯୋଗ କରିବ। ଆଉ ଅନ୍ୟ ଦେବଗଣଙ୍କୁ ତୁମ୍ଭେମାନେ ଭୟ କରିବ ନାହିଁ। 38 ମୁଁ ତୁମ୍ଭମାନଙ୍କ ସହିତ ଯେଉଁ ଚୁକ୍ତି କରିଥିଲି, ତୁମ୍ଭେମାନେ ପାଶୋରିବା ଉଚିତ୍ ନୁହଁ। ଅନ୍ୟ ଦେବତାମାନଙ୍କୁ ତୁମ୍ଭେମାନେ ଭୟ କିମ୍ବା ସମ୍ମାନ କରିବା ଉଚିତ୍ ନୁହଁ। 39 ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ତୁମ୍ଭେମାନେ କେବଳ ଭୟ ଓ ସମ୍ମାନ କରିବ ଓ ସେ ତୁମ୍ଭମାନଙ୍କୁ ସମସ୍ତ ଶତ୍ରୁଠାରୁ ଉଦ୍ଧାର କରିବେ।”

40 ମାତ୍ର ଇସ୍ରାଏଲୀୟମାନେ ତାହା ଶୁଣିଲେ ନାହିଁ। ସେମାନେ ପୂର୍ବ ରୀତି ଅନୁସାରେ କାର୍ଯ୍ୟ କରି ଗ୍ଭଲିଲେ। 41 ଏହିପରି ଅନ୍ୟ ଗୋଷ୍ଠୀର ଲୋକମାନେ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କଲେ କିନ୍ତୁ ସେମାନେ ମଧ୍ୟ ଭଣ୍ତ ଦେବତାମାନଙ୍କର ସେବା କଲେ। ସେମାନଙ୍କର ପୁତ୍ର ଓ ପୌତ୍ରଗଣ ମଧ୍ୟ ନିଜ ନିଜ ପୂର୍ବପୁରୁଷଗଣ ଯାହା କରିଥିଲେ, ସେହିପରି କାର୍ଯ୍ୟ କରି ଆସୁଛନ୍ତି। ସେମାନେ ଆଜି ପର୍ଯ୍ୟନ୍ତ ଏହିସବୁ କରୁଛନ୍ତି।

ତୀତସଙ୍କ ପ୍ରତି ପତ୍ର 3

ଜୀବନଯାପନର ଉତ୍ତମ ରୀତି

ଲୋକମାନଙ୍କୁ ସର୍ବଦା ଏହିଗୁଡ଼ିକ କରିବା ପାଇଁ ମନେ ରଖିବାକୁ କୁହ: ସେମାନେ ସରକାରୀ ଅଧିକାରୀମାନଙ୍କ ଅଧୀନରେ ରୁହନ୍ତୁ, ସେମାନଙ୍କ ଆଜ୍ଞା ପାଳନ କରନ୍ତୁ ଓ ଭଲ କାମ କରିବା ପାଇଁ ପ୍ରସ୍ତୁତ ଥାଆନ୍ତୁ; ଅନ୍ୟମାନଙ୍କ ବିଷୟରେ ଖରାପ କଥା କହନ୍ତୁ ନାହିଁ, ଅନ୍ୟ ଲୋକମାନଙ୍କ ସହତ ଶାନ୍ତିରେ ରୁହନ୍ତୁ; ଧୈର୍ଯ୍ୟବାନ ଓ ସବୁ ଲୋକଙ୍କ ପ୍ରତି ଭଦ୍ରତା ପ୍ରଦର୍ଶନ କରନ୍ତୁ। ସମସ୍ତ ଲୋକଙ୍କ ପ୍ରତି ଏସବୁ କରିବା ପାଇଁ ବିଶ୍ୱାସୀମାନଙ୍କୁ କୁହ।

ଅତୀତରେ ଆମ୍ଭେ ମଧ୍ୟ ମୂର୍ଖ ଥିଲୁ। ଆମ୍ଭେ ଆଜ୍ଞାପାଳନ କରୁ ନ ଥିଲୁ, ଭୁଲ୍ କାମ କରୁଥିଲୁ, ଆମ୍ଭେ ସମସ୍ତ ପ୍ରକାର ଶାରୀରିକ କାମନା ଓ ଭୋଗର ଦାସ ଥିଲୁ। ଆମ୍ଭେ ଈର୍ଷାଳୁ ଓ ଦ୍ୱେଷପୂର୍ଣ୍ଣ ଜୀବନଯାପନ କରୁଥିଲୁ। ଲୋକେ ଆମ୍ଭକୁ ଘୃଣା କରୁଥିଲେ ଓ ଆମ୍ଭେ ପରସ୍ପରକୁ ଘୃଣା କରୁଥିଲୁ। କିନ୍ତୁ ଯେତେବେଳେ ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ୱରଙ୍କ ଦୟା ଓ ପ୍ରେମ ପ୍ରକାଶିତ ହେଲା, ସେତେବଳେ ସେ ନିଜ କୃପା ଦ୍ୱାରା ଆମ୍ଭକୁ ରକ୍ଷା କଲେ। ପରମେଶ୍ୱରଙ୍କ ସହିତ ସୁସମ୍ପର୍କ ରଖିବା ପାଇଁ ଆମ୍ଭେ କରିଥିବା ଉତ୍ତମ କାର୍ଯ୍ୟଗୁଡ଼ିକ ହେତୁ ଆମ୍ଭେ ରକ୍ଷା ପାଇ ନ ଥିଲୁ। ସେ ଆମ୍ଭକୁ ଧୋଇ କରି ନୂଆ ମଣିଷ କରିଅଛନ୍ତି। ଏହି ଉଦ୍ଧାର ଓ ନୂତନତା ପବିତ୍ରଆତ୍ମାଙ୍କ ମାଧ୍ୟମରେ ଆସିଥିଲା। ପରମେଶ୍ୱର ଆମ୍ଭର ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ସେହି ପବିତ୍ରଆତ୍ମାକୁ ପୂର୍ଣ୍ଣଭାବରେ ଆମ୍ଭ ଉପରେ ଢାଳିଲେ। ତାହାଙ୍କ କୃପା ପାଇଁ ଆମ୍ଭେ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହେଲୁ। ଆମ୍ଭେ ଯେପରି ଅନନ୍ତ ଜୀବନ ପାଇବୁ, ସେଥିପାଇଁ ପରମେଶ୍ୱର ଆମ୍ଭକୁ ପବିତ୍ରଆତ୍ମା ଦାନ କଲେ। ତାହା ହିଁ ଆମ୍ଭର ଭରସା। ଏହି ଶିକ୍ଷା ବିଶ୍ୱାସ ଯୋଗ୍ୟ ଅଟେ।

ମୁଁ ଗ୍ଭହେଁ ଯେ ଲୋକେ ଏହି ବିଷୟ ବୁଝନ୍ତୁ ବୋଲି ତୁମ୍ଭେ ନିଶ୍ଚିତ ହୁଅ। ତା’ହେଲେ ପରମେଶ୍ୱରଙ୍କୁ ବିଶ୍ୱାସ କରୁଥିବା ଲୋକେ, ଭଲ କାମଗୁଡ଼ିକ କରିବା ପାଇଁ ନିଜ ଜୀବନକୁ ନିୟୋଜିତ କରିବା ବିଷୟରେ ଆଗ୍ରହୀ ହେବେ। ଏହି କଥାଗୁଡ଼ିକ ଭଲ ଓ ସବୁ ଲୋକଙ୍କୁ ସାହାଯ୍ୟ କରିବ।

ମୂର୍ଖତାପୂର୍ଣ୍ଣ ତର୍କବିତର୍କ, ବଂଶାବଳୀ ବିଷୟରେ ଯୁକ୍ତି, ଝଗଡ଼ା, ମୋଶାଙ୍କ ବ୍ୟବସ୍ଥା ଶିକ୍ଷାଗୁଡ଼ିକ ବିଷୟକ ସଂଘର୍ଷଠାରୁ ଦୂରରେ ରୁହ। ସେଗୁଡ଼ିକ ମୂଲ୍ୟହୀନ ଓ ଲୋକମାନଙ୍କୁ ସାହାଯ୍ୟ କରେ ନାହିଁ। 10 ଯଦି କିଏ ତର୍କବିତର୍କ କରେ, ତା’ହେଲେ ତାହାକୁ ସତର୍କ କରିଦିଅ। ସେ ଯଦି ତର୍କବିତର୍କ ଗ୍ଭଲୁ ରଖେ, ତା’ହେଲେ ତାହାକୁ ଆଉ ଥରେ ସତର୍କ କର। 11 ଯଦି ତା’ପରେ ମଧ୍ୟ ସେ ପୁନଃ ତର୍କବିତର୍କ କରେ, ତା’ ସହିତ ସମ୍ପର୍କ ରଖ ନାହିଁ। ତୁମ୍ଭେ ଜାଣି ରଖ ଯେ ସେଭଳି ଲୋକ ମନ୍ଦ ଓ ପାପୀ। ତାହାର ପାପ ପ୍ରମାଣିତ କରେ ଯେ ସେ ହେଉଛି ଦୋଷୀ।

ମନେ ରଖିବା ପାଇଁ କେତୋଟି କଥା

12 ମୁଁ ତୁମ୍ଭମାନଙ୍କ ପାଖକୁ ଆର୍ତ୍ତେମା ଓ ତୁଖିକଙ୍କୁ ପଠାଇବି। ସେମାନଙ୍କୁ ପଠାଇଲା ପରେ ତୁମ୍ଭେ ନିକପଲିଠାରେ ମୋ’ ପାଖକୁ ଆସିବା ପାଇଁ ପ୍ରାଣପଣେ ଚେଷ୍ଟା କରିବ। ମୁଁ ଠିକ୍ କରିଛି ଯେ ଶୀତକାଳ ସେଠାରେ କଟାଇବି। 13 ଓକିଲ ଜୀନା ଓ ଆପଲ୍ଲ ସେଠାରୁ ଆସୁଛନ୍ତି। ସେମାନଙ୍କ ଆସିବା ଯାତ୍ରା ପାଇଁ ତୁମ୍ଭେ ଯଥାସାଧ୍ୟ ସାହାଯ୍ୟ କର। ତୁମ୍ଭେ ସତର୍କ ହୁଅ ଯେ ସେମାନଙ୍କର କୌଣସି ଅଭାବ ନ ଘଟୁ। 14 ନିଜ ଜୀବନକୁ ସ‌ତ୍‌‌କର୍ମରେ ଲଗାଇବା ପାଇଁ ଲୋକମାନେ ଶିଖିବା ଆବଶ୍ୟକ। ଯେଉଁମାନଙ୍କର ପ୍ରକୃତରେ ଦରକାର, ସେମାନଙ୍କର ମଙ୍ଗଳ କର। ତା’ହେଲେ ଆମ୍ଭ ଲୋକେ ବିଫଳ ଜୀବନଯାପନ କରିବେ ନାହିଁ।

15 ମୋ’ ସହିତ ଏଠିକାର ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଛନ୍ତି। ଯେଉଁମାନେ ବିଶ୍ୱାସରେ ଆମ୍ଭକୁ ଭଲ ପାଆନ୍ତି, ସେମାନଙ୍କୁ ନମସ୍କାର ଜଣାଇବ।

ପରମେଶ୍ୱରଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହିତ ରହୁ।

ହୋଶେୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 10

ଇସ୍ରାଏଲର ଧନସମ୍ପଦ ପ୍ରତିମାପୂଜାର ଅଗ୍ରଗାମୀ

10 ଇସ୍ରାଏଲ ଦ୍ରାକ୍ଷାଲତା ସଦୃଶ ପ୍ରଚୁର ଫଳ ଧାରଣ କରେ।
କିନ୍ତୁ ଯେତେବେଳେ ଇସ୍ରାଏଲ ଅଧିକ ଜିନିଷ ଲାଭକଲେ
    ସେତେବେଳେ ସେ ଭଣ୍ତ ଦେବତାଙ୍କ ପୂଜା ପାଇଁ ଅଧିକ ଯଜ୍ଞବେଦି ନିର୍ମାଣ କଲେ।
ତାଙ୍କର ରାଜ୍ୟ ଅଧିକ ଭଲ ହେଲା।
    ତେଣୁ ସେ ଭଣ୍ତ ଦେବତାଙ୍କ ପୂଜାଲାଗି ଅତିସୁନ୍ଦର ପଥରମାନ ସ୍ଥାପନ କଲେ।
ଇସ୍ରାଏଲର ଲୋକମାନେ ପରମେଶ୍ୱରଙ୍କୁ ଠକିବାକୁ ଚୋଷ୍ଟା କଲେ
    କିନ୍ତୁ ବର୍ତ୍ତମାନ ସେମାନେ ସେମାନଙ୍କର ଦୋଷ ସ୍ୱୀକାର କରିବେ।
ସଦାପ୍ରଭୁ ସେମାନଙ୍କର ଯଜ୍ଞବେଦିକୁ ଭାଙ୍ଗି ଦେବେ।
    ସେ ସେମାନଙ୍କର ସ୍ମୃତିସ୍ତମ୍ଭକୁ ଧ୍ୱଂସ କରି ଦେବେ।

ଇସ୍ରାଏଲୀୟମାନଙ୍କ ମନ୍ଦ ନିଷ୍ପତ୍ତି

ବର୍ତ୍ତମାନ ଇସ୍ରାଏଲୀୟମାନେ କୁହନ୍ତି, “ଆମ୍ଭମାନଙ୍କର ରାଜା ନାହାନ୍ତି। ଆମ୍ଭେ ସଦାପ୍ରଭୁଙ୍କୁ ସମ୍ମାନ କରୁ ନାହୁଁ ଏବଂ ତାଙ୍କର ରାଜା ଆମ୍ଭମାନଙ୍କର କିଛି କରି ପାରିବେ ନାହିଁ।”

ସେମାନେ ଶପଥ ନିଅନ୍ତି କିନ୍ତୁ ସେମାନେ କେବଳ ମିଥ୍ୟା କୁହନ୍ତି। ସେମାନେ ସେମାନଙ୍କର ଶପଥ ରକ୍ଷା କରନ୍ତି ନାହିଁ। ସେମାନେ ଚୁକ୍ତି କରନ୍ତି। ସେଥିପାଇଁ ନ୍ୟାୟ କୃଷିକ୍ଷେତ୍ରରେ ବିଷାକ୍ତ ଅନାବନା ଘାସ ପରି ବଢ଼େ।

ଶମରିୟାର ଲୋକମାନେ ବୈଥ୍-ଆବନର ବାଛୁରିମାନଙ୍କୁ ପୂଜା କରନ୍ତି। ସେହି ଲୋକମାନେ ପ୍ରକୃତରେ କାନ୍ଦିବେ। ଯାଜକମାନେ ମଧ୍ୟ ପ୍ରକୃତରେ କାନ୍ଦିବେ। କାରଣ ସେମାନଙ୍କର ସୁନ୍ଦର ପ୍ରତିମା ଗ୍ଭଲିଗଲା। ତାକୁ ଦୂରେଇ ନିଆଗଲା। ଅଶୂରକୁ ମହାନ ରାଜାଙ୍କ ଉପହାର ସ୍ୱରୂପ ଏହାକୁ ନିଆଗଲା। ସେ ଇଫ୍ରୟିମଙ୍କର ଲଜ୍ଜାଜନକ ପ୍ରତିମା ରଖିବ। ଇସ୍ରାଏଲ ତା’ର ମୂର୍ତ୍ତି ପାଇଁ ଲଜ୍ଜିତ ହେବ। ପାଣିରେ ଗୋଟିଏ କାଠଖଣ୍ତ ଭାସି ଗଲାପରି, ଶମରିୟାର ରାଜା ଧ୍ୱଂସ ହେବେ।

ଇସ୍ରାଏଲ ବହୁ ପାପ କଲା ଏବଂ ବହୁତ ଉଚ୍ଚସ୍ଥାନ ନିର୍ମାଣ କଲା। ଆବେ‌‌‌ନ୍‌‌‌ର ଉଚ୍ଚସ୍ଥାନଗୁଡ଼ିକ ଧ୍ୱଂସ ହେବ। ସେମାନଙ୍କର ଯଜ୍ଞବେଦି ଉପରେ କଣ୍ଟା ଓ ଅନାବନା ଘାସ ଜନ୍ମିବ। ତା’ପରେ ସେମାନେ ପର୍ବତଗୁଡ଼ିକୁ କହିବେ, “ଆମ୍ଭମାନଙ୍କୁ ଆବୃତ୍ତ କର” ଏବଂ ପାହାଡ଼ଗୁଡ଼ିକୁ କହିବେ, “ଆମ୍ଭମାନଙ୍କ ଉପରେ ପଡ଼ିଯାଅ।”

ଇସ୍ରାଏଲ ପାପ ପାଇଁ ପରିଶୋଧ କରିବ

“ଇସ୍ରାଏଲ, ତୁମ୍ଭେ ଗିବିୟାଙ୍କ ସମୟରୁ ପାପ କରି ଗ୍ଭଲିଛ ଏବଂ ତୁମ୍ଭ ଲୋକମାନେ ସେଠାରେ ଲଗାତାର ପାପ କରି ଗ୍ଭଲିଛନ୍ତି। ଯୁଦ୍ଧ ପ୍ରକୃତରେ ସେହି ମନ୍ଦ ଲୋକମାନଙ୍କୁ ଗିବିୟାରେ ଧରିବ। 10 ମୁଁ ସେମାନଙ୍କୁ ଦଣ୍ତ ଦେବାକୁ ଆସିବି। ଦେଶଗୁଡ଼ିକୁ ମିଳିତ ଭାବରେ ସେମାନଙ୍କ ବିରୁଦ୍ଧରେ ଯିବେ। ସେମାନେ ଇସ୍ରାଏଲ ଅଧିବାସୀଙ୍କୁ ସେମାନଙ୍କର ଦୁଇଗୁଣା ପାପ ପାଇଁ ଦଣ୍ତ ଦେବେ।

11 “ଇଫ୍ରୟିମ ତାଲିମପ୍ରାପ୍ତ ଗାଈ ପରି ଖଳାରେ ଶସ୍ୟ ଉପରେ ବିଚରଣ କରିବାକୁ ଭଲପାଏ। ଆମ୍ଭେ ଗୋଟିଏ ଭଲ ଯୁଆଳି ତା’ କାନ୍ଧରେ ପକାଇବା। ଆମ୍ଭେ ତାକୁ ଦଉଡ଼ିରେ ବାନ୍ଧିବା। ତା’ପରେ ଯିହୁଦା ହଳ ଆରମ୍ଭ କରିବ। ଯାକୁବ ନିଜେ ଭୂମିକୁ ଫଟାଇବ।”

12 ତୁମ୍ଭେ ଯଦି ଭଲପଣିଆ ବୁଣିବ ତେବେ ପ୍ରକୃତ ପ୍ରେମ ଅମଳ କରିବ। ଭୂମିକୁ ହଳ କରିବ ଏବଂ ସଦାପ୍ରଭୁଙ୍କ ସହିତ ଅମଳ କରିବ। ପ୍ରଭୁ ଆସିବେ ଏବଂ ତୁମ୍ଭମାନଙ୍କ ଉପରେ ଭଲ ଜିନିଷ ବର୍ଷା ପରି ପକାଇବେ।

13 କିନ୍ତୁ ତୁମ୍ଭେମାନେ ମନ୍ଦ ଜିନିଷ ଲଗାଇଲ ଏବଂ ତୁମ୍ଭେମାନେ ଦୁଃଖ ଅମଳ କଲ। ତୁମ୍ଭ ମିଥ୍ୟାର ଫଳ ତୁମ୍ଭେ ଭକ୍ଷ୍ୟଣ କଲ। କାରଣ ତୁମ୍ଭେମାନେ ତୁମ୍ଭ ଶକ୍ତି ଓ ସୈନ୍ୟବାହିନୀ ଉପରେ ବିଶ୍ୱାସ ରଖିଛ। 14 ତେଣୁ ତୁମ୍ଭମାନଙ୍କର ସୈନ୍ୟବାହିନୀ ଯୁଦ୍ଧର ଶବ୍ଦ ଶୁଣିବେ ଏବଂ ତୁମ୍ଭମାନଙ୍କର ସମସ୍ତ ଦୁର୍ଗ ଧ୍ୱଂସ ପାଇବ। ଶଲମନ ବୈଥ୍-ଅରବେଲକୁ ଧ୍ୱଂସ କଲାପରି ଏହା ଘଟିବ। ଯୁଦ୍ଧ ସମୟରେ ମାମାନଙ୍କୁ ସେମାନଙ୍କର ପିଲାମାନଙ୍କ ସହିତ ହତ୍ୟା କରାଗଲା। 15 ବୈଥେଲ୍, ତୁମ୍ଭର ଦୁଷ୍ଟାମୀ ଯୋଗୁଁ ଏହିପରି ହେବ। ଯେତେବେଳେ ସକାଳ ହେବ ଇସ୍ରାଏଲର ରାଜା ସମ୍ପୂର୍ଣ୍ଣ ଧ୍ୱଂସ ହେବେ।”

ଗୀତସଂହିତା 129-131

ଏକ ଆରୋହଣ ସଙ୍ଗୀତ।

129 ମୋର ଜୀବନସାରା ବହୁ ଶତ୍ରୁ ମୋତେ ଆକ୍ରମଣ କଲେ।
    ଇସ୍ରାଏଲ, ଏହାକୁ ଆଉଥରେ କୁହ।
ମୋ’ ଜୀବନସାରା ବହୁ ଶତ୍ରୁ ମୋତେ ଆକ୍ରମଣ କରିଛନ୍ତି।
    କିନ୍ତୁ ସେମାନେ କେବେ ମୋତେ ପରାସ୍ତ କରି ପାରିଲେ ନାହିଁ।
ସେମାନେ ମୋ’ ପିଠିରେ ଗଭୀର କ୍ଷତ ହେବା ପର୍ଯ୍ୟନ୍ତ ଆଘାତ କରନ୍ତି।
    ମୋର ପିଠି ହଳ କରା ପଡ଼ିଆ ପରି ଜଣାଗଲା।
କିନ୍ତୁ ସଦାପ୍ରଭୁ ଯିଏ ଯାହା ଠିକ୍ କରନ୍ତି, ସେହି ରଜ୍ଜୁ କାଟି ପକାଇଲେ
    ଏବଂ ଦୁଷ୍ଟମାନଙ୍କଠାରୁ ମୁକ୍ତ କଲେ।
ଯେଉଁ ଲୋକମାନେ ସିୟୋନକୁ ଘୃଣା କରନ୍ତି, ସେମାନେ ଲଜ୍ଜିତ ହୁଅନ୍ତୁ।
    ସେମାନେ ଅଟକି ଯାଆନ୍ତୁ ଏବଂ ଅନୁଧାବିତ ହୁଅନ୍ତୁ।
ସେମାନେ ଗୃହର ଛାତ ଉପରିସ୍ଥ
    ତୃଣତୁଲ୍ୟ ବଢ଼ିବା ପୂର୍ବରୁ ଶୁଖି ଯାଆନ୍ତୁ।
ଯେପରି ‌‌କଟାଳୀ ତା’ର ହେଳାପୂର୍ଣ୍ଣ କରିପାରେ ନାହିଁ।
    ଏବଂ ବିଡ଼ା ବନ୍ଧନକାରୀ ଆପଣା ଅଣ୍ଟି ପୂର୍ଣ୍ଣ କରେ ନାହିଁ।
ତାଙ୍କ ବାଟ ଦେଇ ଯାଉଥିବା ଲୋକମାନେ କହନ୍ତି ନାହିଁ,
    “ସଦାପ୍ରଭୁ ତୁମ୍ଭର ମଙ୍ଗଳ କରନ୍ତୁ!
    କିଅବା ଆମ୍ଭେ ସଦାପ୍ରଭୁଙ୍କ ନାମରେ ତୁମ୍ଭକୁ ଆଶୀର୍ବାଦ କରୁଛୁ।”

ଏକ ଆରୋହଣ ଗୀତ।

130 ହେ ସଦାପ୍ରଭୁ, ମୁଁ ଘୋର ବିପତ୍ତିରେ ଅଛି।
    ତେଣୁ ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ଡାକୁଅଛି।
ହେ ମୋର ପ୍ରଭୁ, ମୋର ଗୁହାରୀ ଶୁଣ।
    ସାହାଯ୍ୟ ପାଇଁ ମୋର ଡାକ ଶୁଣ।
ହେ ସଦାପ୍ରଭୁ, ତୁମ୍ଭେ ଯଦି ସମସ୍ତ ଲୋକଙ୍କୁ ସେମାନଙ୍କର ପାପ ପାଇଁ ଦଣ୍ଡିତ କର,
    ତେବେ କେହି ବଞ୍ଚିବେ ନାହିଁ।
ହେ ସଦାପ୍ରଭୁ, ତୁମ୍ଭେ ଲୋକମାନଙ୍କୁ କ୍ଷମା କର,
    ସେଥିପାଇଁ ସେମାନେ ତୁମ୍ଭଙ୍କୁ ଡରନ୍ତି ଏବଂ ଉପାସନା କରନ୍ତି।

ମୁଁ ସଦାପ୍ରଭୁଙ୍କର ସାହାଯ୍ୟକୁ ଅପେକ୍ଷା କରିଛି।
    ମୋର ପ୍ରାଣ ତାଙ୍କୁ ଗ୍ଭହିଁ ରହିଛି।
    ମୁଁ ସଦାପ୍ରଭୁଙ୍କର ବାକ୍ୟରେ ଭରସା ରଖିଛି।
ମୁଁ ମୋର ପ୍ରଭୁଙ୍କ ପାଇଁ ଅପେକ୍ଷା କରେ,
    ଯେପରି ଜଣେ ପ୍ରହରୀ ସକାଳ ଆସିବା ପର୍ଯ୍ୟନ୍ତ ଅପେକ୍ଷା କରେ।
ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ।
    ସଦାପ୍ରଭୁ ହେଉଛନ୍ତି ଜଣେ, ଯିଏକି ବିଶ୍ୱାସୀ ଏବଂ ସତ୍ୟ ଅଟନ୍ତି।
ତାଙ୍କଠାରେ ମୁକ୍ତି କରିବାର ଶକ୍ତି ଅଛି।
    ଏବଂ ସେ ହେଉଛନ୍ତି ଜଣେ, ଯିଏ ଇସ୍ରାଏଲକୁ ତା’ର ସମସ୍ତ ପାପରୁ ମୁକ୍ତ କରିବେ।

ଏକ ଆରୋହଣ ସଙ୍ଗୀତ।

131 ହେ ସଦାପ୍ରଭୁ, ମୁଁ ଗର୍ବୀ ବା ଅହଙ୍କାରୀ ନୁହେଁ।
    ମୁଁ ଗୁରୁତ୍ୱପୂର୍ଣ୍ଣ ଜିନିଷ କରିବା ପାଇଁ ଚେଷ୍ଟା କରୁ ନାହିଁ।
ମୁଁ ମହାନ କାର୍ଯ୍ୟ କିଅବା ବହୁତ ଆଶ୍ଚର୍ଯ୍ୟ କାର୍ଯ୍ୟ କରିବା ପାଇଁ
    ଆଗ୍ରହୀ ହୋଇ ନାହିଁ।
ମୁଁ ଶାନ୍ତ ଅଟେ, ମୋର ପ୍ରାଣ ଧୀର ଅଟେ।
    ଏକ ଶିଶୁ ତା’ର ମା କୋଳରେ ଥିବାପରି
    ମୋ’ ପ୍ରାଣ ଶାନ୍ତ ଓ ସୁସ୍ଥିର ଅଟେ।

ହେ ଇସ୍ରାଏଲ, ବର୍ତ୍ତମାନ ଏବଂ ଅନନ୍ତକାଳ ପାଇଁ
    ସଦାପ୍ରଭୁଙ୍କଠାରେ ବିଶ୍ୱାସ ରଖ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center