Print Page Options
Previous Prev Day Next DayNext

M’Cheyne Bible Reading Plan

The classic M'Cheyne plan--read the Old Testament, New Testament, and Psalms or Gospels every day.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ବଂଶାବଳୀର ପ୍ରଥମ ପୁସ୍ତକ 17

ଦାଉଦଙ୍କୁ ପରମେଶ୍ୱରଙ୍କ ଦତ୍ତ ପ୍ରତିଜ୍ଞା

17 ଦାଉଦ ନିଜ ଗୃହକୁ ଫେରିଯିବା ପରେ, ନାଥନ୍ ଭବିଷ୍ୟ‌ଦ୍‌ବକ୍ତାଙ୍କୁ କହିଲେ, “ଦେଖ, ମୁଁ ଦେବଦାରୁ କାଠରେ ନିର୍ମିତ ଗୃହରେ ବାସ କରୁଅଛି, କିନ୍ତୁ ନିୟମସିନ୍ଦୁକ ଏକ ତମ୍ବୁ ମଧ୍ୟରେ ରହିଅଛି। ମୁଁ ପରମେଶ୍ୱରଙ୍କ ନିମନ୍ତେ ଏକ ମନ୍ଦିର ନିର୍ମାଣ କରିବାକୁ ଗ୍ଭହୁଁଅଛି।”

ନାଥନ୍ ଦାଉଦଙ୍କୁ ଉତ୍ତର ଦେଲେ, “ତୁମ୍ଭେ ଯାହା ଇଚ୍ଛା କରୁଅଛ, ତାହା କରିପାର। ପରମେଶ୍ୱର ତୁମ୍ଭ ସହିତରେ ଅଛନ୍ତି।”

କିନ୍ତୁ ସେହି ରାତ୍ରିରେ ପରମେଶ୍ୱରଙ୍କ ବାକ୍ୟ ନାଥନଙ୍କ ନିକଟକୁ ଆସିଲା। ପରମେଶ୍ୱର କହିଲେ,

“ଯାଅ ଓ ଏହିସବୁ ବିଷୟ ମୋହର ଦାସ ଦାଉଦକୁ ଜଣାଅ; ସଦାପ୍ରଭୁ କହନ୍ତି, ‘ଦାଉଦ, ଆମ୍ଭେ ଯେଉଁ ଗୃହରେ ବାସ କରିବା, ସେହି ଗୃହକୁ ନିର୍ମାଣ କରିବା ଲୋକ ତୁମ୍ଭେ ନୁହଁ। 5-6 ଇସ୍ରାଏଲକୁ ମିଶରରୁ ବାହାର କରି ଆଣିବା ଦିନଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ଆମ୍ଭେ ଗୃହ ମଧ୍ୟରେ ‘ବାସ କରି ନାହୁଁ। ମୁଁ ତମ୍ବୁ ମଧ୍ୟରେ ରହୁଅଛି। ମୁଁ ଇସ୍ରାଏଲ ନିମନ୍ତେ ନେତା ମନୋନୀତ କରିଥିଲି ସେମାନେ ମେଷପାଳକ ତୁଲ୍ୟ ଥିଲେ। ଆମ୍ଭେ ଇସ୍ରାଏଲୀୟମାନଙ୍କ ସହିତ ଗଲା ସମୟରେ କେବେହେଲେ ଜଣେ ସୁଦ୍ଧା ନେତାଙ୍କୁ କହି ନାହୁଁ: ତୁମ୍ଭେ ଆମ୍ଭ ନିମନ୍ତେ କାହିଁକି ଦେବଦାରୁ କାଠରେ ଗୃହ ନିର୍ମାଣ କରି ନାହଁ?

“ବର୍ତ୍ତମାନ, ଏହିସବୁ ବିଷୟ ମୋର ଦାସ ଦାଉଦକୁ କୁହ: ସର୍ବଶକ୍ତିମାନ ସଦାପ୍ରଭୁ କହନ୍ତି, ‘ଆମ୍ଭେ ତୁମ୍ଭକୁ କ୍ଷେତ୍ର ମଧ୍ୟରୁ ଓ ମେଷ ଚରାଇବା ସ୍ଥାନରୁ ଆଣିଲୁ। ଆମ୍ଭେ ତୁମ୍ଭକୁ ଆପଣା ଲୋକ ଇସ୍ରାଏଲ ଉପରେ ରାଜା କଲୁ। ତୁମ୍ଭେ ଯେଉଁଆଡ଼େ ଗଲ, ଆମ୍ଭେ ତୁମ୍ଭ ସହିତରେ ରହିଲୁ। ଆମ୍ଭେ ତୁମ୍ଭ ସମ୍ମୁଖରେ ତୁମ୍ଭର ଶତ୍ରୁଗଣକୁ ବଧ କଲୁ। ବର୍ତ୍ତମାନ ଆମ୍ଭେ ତୁମ୍ଭକୁ ପୃଥିବୀର ସବୁଠାରୁ ବିଖ୍ୟାତ ଲୋକଙ୍କ ମଧ୍ୟରେ ଜଣେ କରିବା। ଆମ୍ଭେ ଆମ୍ଭର ଲୋକ ଇସ୍ରାଏଲକୁ ଏହି ସ୍ଥାନ ଦେଇଅଛୁ। ସେମାନେ ବୃକ୍ଷ ରୋପଣ କରିବେ ଓ ସେହି ବୃକ୍ଷସବୁର ତଳେ ଶାନ୍ତିରେ ବସିବେ। ସେମାନେ ଆଉ କୌଣସି ବିଷୟରେ ଚିନ୍ତିତ ହେବେ ନାହିଁ। ପୂର୍ବ ପରି ମନ୍ଦ ଲୋକେ ଆଉ ସେମାନଙ୍କୁ ଆଘାତ କରିବେ ନାହିଁ। 10 ସେହି ଅମଙ୍ଗଳର ଘଟଣାସବୁ ଘଟିଲା, କିନ୍ତୁ ଆମ୍ଭର ଲୋକ ଇସ୍ରାଏଲର ଯତ୍ନ ନେବା ନିମନ୍ତେ ଆମ୍ଭେ ନେତାମାନଙ୍କୁ ମନୋନୀତ କଲୁ। ଏବଂ ଆମ୍ଭେ ତୁମ୍ଭର ସମସ୍ତ ଶତ୍ରୁଗଣକୁ ମଧ୍ୟ ପରାଜିତ କରିବା।

“‘ଆମ୍ଭେ ତୁମ୍ଭକୁ କହୁଅଛୁ, ସଦାପ୍ରଭୁ ତୁମ୍ଭ ନିମନ୍ତେ ଏକ ଗୃହ ନିର୍ମାଣ କରିବେ। 11 ତୁମ୍ଭେ ଯେତେବେଳେ ମୃତ୍ୟୁଭୋଗ କରିବ ଓ ତୁମ୍ଭର ପୂର୍ବପୁରୁଷମାନଙ୍କ ପାଖକୁ ଯିବ, ସେତେବେଳେ ଆମ୍ଭେ ତୁମ୍ଭର ପୁତ୍ରକୁ ନୂତନ ରାଜା କରିବା। ତୁମ୍ଭର ପୁତ୍ରଗଣଙ୍କ ମଧ୍ୟରୁ ଜଣେ ନୂତନ ରାଜା ହେବ, ଏବଂ ଆମ୍ଭେ ତା’ର ରାଜ୍ୟକୁ ଶକ୍ତିଶାଳୀ କରିବା। 12 ତୁମ୍ଭର ପୁତ୍ର ଆମ୍ଭ ନିମନ୍ତେ ଏକ ଗୃହ ନିର୍ମାଣ କରିବ। ଆମ୍ଭେ ତୁମ୍ଭ ପୁତ୍ରର ବଂଶକୁ ଚିରକାଳ ନିମନ୍ତେ ରାଜ୍ୟଭାର ଦେବା। 13 ଆମ୍ଭେ ତାହାର ପିତା ହେବା ଓ ସେ ଆମ୍ଭର ପୁତ୍ର ହେବ। ଶାଉଲ ତୁମ୍ଭ ପୂର୍ବରୁ ରାଜା ଥିଲେ ଓ ଆମ୍ଭେ ଶାଉଲଠାରୁ ଆମ୍ଭର ସମର୍ଥନ ପ୍ରତ୍ୟାହାର କରିନେଲୁ। କିନ୍ତୁ ଆମ୍ଭେ କଦାପି ତୁମ୍ଭ ପ୍ରତି ଆମ୍ଭର ପ୍ରେମକୁ ପରିତ୍ୟାଗ କରିବା ନାହିଁ। 14 ଆମ୍ଭେ ତାକୁ ଆମ୍ଭର ଗୃହର ଓ ଆମ୍ଭର ରାଜ୍ୟର ଦାୟିତ୍ୱ ଦେବା ଓ ତା’ର ସିଂହାସନ ଚିରକାଳ ତିଷ୍ଠି ରହିବ।’”

15 ପରମେଶ୍ୱର ଯେଉଁ ସମସ୍ତ ବିଷୟ ଓ ଦର୍ଶନ କରାଇଥିଲେ, ନାଥନ ସେହିସବୁ ଦାଉଦଙ୍କୁ ଜଣାଇଲେ।

ଦାଉଦଙ୍କ ପ୍ରାର୍ଥନା

16 ଏହା ପରେ ରାଜା ଦାଉଦ ପବିତ୍ର ତମ୍ବୁକୁ ଗଲେ ଓ ସଦାପ୍ରଭୁଙ୍କ ସମ୍ମୁଖରେ ବସିଲେ। ଦାଉଦ କହିଲେ,

“ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ମୋ’ ନିମନ୍ତେ ଓ ମୋର ପରିବାର ନିମନ୍ତେ ଅନେକ ମହାନ କାର୍ଯ୍ୟମାନ କରିଅଛ। ଆଉ ମୁଁ ଜାଣେନା କାହିଁକି। 17 ସର୍ବୋପରି, ଭବିଷ୍ୟତରେ ମୋ’ ପରିବାର ପ୍ରତି କ’ଣ ଘଟିବ, ତାହା ମଧ୍ୟ ତୁମ୍ଭେ ମୋତେ ଜାଣିବାକୁ ଦେଲ। ସତେ ଯେପରି ମୁଁ ଜଣେ ଅତି ମହାନ ବ୍ୟକ୍ତି ଅଟେ, ତୁମ୍ଭେ ମୋ’ ପ୍ରତି ସେ ପ୍ରକାର ବ୍ୟବହାର କଲ। 18 ମୁଁ ଆଉ ଅଧିକ କ’ଣ ବା କହିବି? ତୁମ୍ଭେ ମୋ’ ନିମନ୍ତେ ବହୁତ ମହାନ କାର୍ଯ୍ୟମାନ କରିଅଛ। ଏବଂ ତୁମ୍ଭେ ଜାଣ ଯେ, ମୁଁ କେବଳ ତୁମ୍ଭର ଜଣେ ଦାସ ମାତ୍ର ଅଟେ। 19 ହେ ସଦାପ୍ରଭୁ, ତୁମ୍ଭେ ମୋ’ ନିମନ୍ତେ ଏହି ଆଶ୍ଚର୍ଯ୍ୟଜନକ କାର୍ଯ୍ୟଟି କରିଅଛ। ଆଉ, ତୁମ୍ଭେ ନିଜ ଇଚ୍ଛାରେ ତାହା କରିଅଛ। 20 ହେ ସଦାପ୍ରଭୁ, ତୁମ୍ଭ ତୁଲ୍ୟ ଆଉ କେହି ନାହାନ୍ତି। ଆଉ କୌଣସି ପରମେଶ୍ୱର ନାହାନ୍ତି। ଆଉ କୌଣସି ଦେବାଦେବୀ ଏପରି ମହତ୍ କର୍ମମାନ କରିବା ଆମ୍ଭେମାନେ କେବେ ଶୁଣି ନାହୁଁ। 21 ଇସ୍ରାଏଲ ପରି ଆଉ କୌଣସି ଦେଶ ଅଛି କି? ନା! ଇସ୍ରାଏଲ ହିଁ ପୃଥିବୀର ଏକମାତ୍ର ଦେଶ ଅଟେ। ଯାହା ନିମନ୍ତେ ତୁମ୍ଭେ ଏପ୍ରକାର ଆଶ୍ଚର୍ଯ୍ୟ କର୍ମମାନ କରିଅଛ। ତୁମ୍ଭେ ଆମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଲ ଓ ତୁମ୍ଭେ ଆମ୍ଭମାନଙ୍କୁ ମୁକ୍ତ କଲ। ତୁମ୍ଭେ ଆପଣାକୁ ମହାନ କରିଅଛ। ତୁମ୍ଭେ ତୁମ୍ଭର ଲୋକମାନଙ୍କ ଅଗ୍ରତରେ ଗମନ କଲ ଓ ଆମ୍ଭମାନଙ୍କ ନିମନ୍ତେ ଅନ୍ୟ ଦେଶୀୟମାନଙ୍କୁ ସେମାନଙ୍କ ଦେଶରୁ ତଡ଼ି ଦେଲ। 22 ତୁମ୍ଭେ ଚିରକାଳ ନିମନ୍ତେ ଇସ୍ରାଏଲକୁ ଆପଣାର ଲୋକ କରିନେଲ। ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କର ପରମେଶ୍ୱର ହେଲ।

23 “ହେ ସଦାପ୍ରଭୁ, ତୁମ୍ଭେ ମୋ’ ନିକଟରେ ଓ ମୋର ପରିବାର ନିକଟରେ ଏହି ପ୍ରତିଜ୍ଞା କରିଅଛ, ବର୍ତ୍ତମାନ ଚିରକାଳ ନିମନ୍ତେ ତୁମ୍ଭର ସେହି ପ୍ରତିଜ୍ଞାକୁ ତୁମ୍ଭେ ରକ୍ଷା କରିବ। ପ୍ରଭୁ, ତୁମ୍ଭେ ଯାହା କରିବାକୁ କହିଅଛ, ତାହା କର। 24 ଲୋକମାନେ ଯେପରି ଚିରକାଳ ତୁମ୍ଭ ନାମକୁ ଭକ୍ତି କରିବେ, ଏଥିନିମନ୍ତେ ତୁମ୍ଭର ପ୍ରତିଜ୍ଞା ରକ୍ଷା କର। ତେବେ ଲୋକମାନେ ଏହା କହିବେ, ‘ସର୍ବଶକ୍ତିମାନ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅଟନ୍ତି।’ ମୁଁ ତୁମ୍ଭର ଦାସ ଅଟେ, ଦୟାକରି ମୋର ପରିବାରକୁ ସଦାସର୍ବଦା ତୁମ୍ଭର ସେବା କରିବା ନିମନ୍ତେ ବଳିଷ୍ଠ କର।

25 “ହେ ମୋର ସଦାପ୍ରଭୁ, ମୁଁ ତୁମ୍ଭର ଦାସ, ମୋତେ ତୁମ୍ଭେ ପରିଷ୍କାର ଭାବରେ କହିଲ। ତୁମ୍ଭେ କହିଲ ଯେ, ତୁମ୍ଭେ ମୋ’ ପାଇଁ ଏକ ଗୃହ ନିର୍ମାଣ କରିବ, ଏଥିପାଇଁ ତୁମ୍ଭ ଆଗରେ ପ୍ରାର୍ଥନା କରିବା ପାଇଁ ମୁଁ ସାହସ ପାଇଛି। 26 ହେ ସଦାପ୍ରଭୁ, ତୁମ୍ଭେ ପରମେଶ୍ୱର ଅଟ। ଆଉ ହେ ପରମେଶ୍ୱର, ତୁମ୍ଭେ ମୋ’ ନିମନ୍ତେ ଏହି ସମସ୍ତ ଉତ୍ତମ କର୍ମ କରିବ ବୋଲି ପ୍ରତିଜ୍ଞା କରିଅଛି। 27 ହେ ସଦାପ୍ରଭୁ, ତୁମ୍ଭେ ସ୍ୱୟଂ ମୋର ପରିବାରକୁ ଆଶୀର୍ବାଦ କରିଅଛ, ତେଣୁ ମୋର ପରିବାର ପ୍ରକୃତରେ ଚିରକାଳ ନିମନ୍ତେ ଆଶୀର୍ବାଦ ପ୍ରାପ୍ତ ହେବ।”

ଯାକୁବଙ୍କ ପତ୍ର 4

ପରମେଶ୍ୱରଙ୍କଠାରେ ସମର୍ପିତ ହୁଅ

ତୁମ୍ଭେ କ’ଣ ଜାଣିଛ କି ତୁମ୍ଭମାନଙ୍କ ଭିତରେ ଝଗଡ଼ା ଓ ଯୁକ୍ତିତର୍କ କାହିଁକି ହୁଏ? ତୁମ୍ଭର ଝଗଡ଼ା ଓ ଯୁକ୍ତିତର୍କ ସ୍ୱାର୍ଥପର ଇଚ୍ଛାରୁ ଆସେ ଓ ତୁମ୍ଭ ମଧ୍ୟରେ ବିବାଦ ସୃଷ୍ଟି କରିଥାଏ? ତୁମ୍ଭେମାନେ ଅନେକ ବିଷୟ ଇଚ୍ଛା କର, କିନ୍ତୁ ପାଅ ନାହିଁ। ତେଣୁ ତୁମ୍ଭେ ଅନ୍ୟ ଲୋକମାନଙ୍କ ପ୍ରତି ଈର୍ଷାନ୍ୱିତ ହୋଇ ସେମାନଙ୍କୁ ହତ୍ୟା କରିଥାଅ। ତଥାପି ତୁମ୍ଭେ ଇଚ୍ଛା କରୁଥିବା ବିଷୟ ଗୁଡ଼ିକ ପାଇ ପାର ନାହିଁ। ସେଥିପାଇଁ ତୁମ୍ଭେ ତର୍କବିତର୍କ କରିଥାଅ ଓ ବିବାଦ କରିଥାଅ। ଯେହେତୁ ତୁମ୍ଭେ ପରମେଶ୍ୱରଙ୍କୁ ତୁମ୍ଭର ଦରକାରୀ ବିଷୟ ଗୁଡ଼ିକ ମାଗି ନ ଥାଅ, ତେଣୁ ତୁମ୍ଭେମାନେ ସେଗୁଡ଼ିକ ପାଇ ନ ଥାଅ। ବା ଯେତେବେଳେ ତୁମ୍ଭେ ମାଗ, ତାହା ପାଅ ନାହିଁ। କାହିଁକି? କାରଣ ଯେଉଁ କାରଣରୁ ତୁମ୍ଭେ ମାଗ, ତାହା ଭୁଲ୍ ଥାଏ। ତୁମ୍ଭେ ନିଜର ଅଭିଳାଷ ପାଇଁ ଯେପରି ସେଗୁଡ଼ିକୁ ବ୍ୟବହାର କରିପାର, ସେଥିପାଇଁ ସେହିସବୁ ମାଗିଥାଅ।

ଏହା ଦ୍ୱାରା ତୁମ୍ଭେମାନେ ପରମେଶ୍ୱରଙ୍କ ନିକଟରେ ବିଶ୍ୱସ୍ତ ନୁହଁ। ତୁମ୍ଭେ ଜାଣି ରଖିବା ଉଚିତ୍ ଯେ, ଜଗତକୁ ଭଲ ପାଇବା ଓ ପରମେଶ୍ୱରଙ୍କୁ ଘୃଣା କରିବା ବିଷୟ ସମାନ। ଅତଏବ ଯଦି କେହି ଏହି ସଂସାରର ଅଂଶୀ ହେବା ପାଇଁ ଇଚ୍ଛା କରେ, ତେବେ ସେ ନିଜକୁ ପରମେଶ୍ୱରଙ୍କୁ ଶତ୍ରୁ କରି ପକାଏ। ତୁମ୍ଭେ କ’ଣ ଭାବୁଛ କି ଶାସ୍ତ୍ରର ଅର୍ଥ କିଛି ନାହିଁ? ଶାସ୍ତ୍ର କୁହେ: “ପରମେଶ୍ୱର ଆମ୍ଭ ମଧ୍ୟରେ ବାସ କରିବା ପାଇଁ ଯେଉଁ ଆତ୍ମାଙ୍କୁ ଦେଇଛନ୍ତି, ସେ ଆମ୍ଭକୁ ସମ୍ପୂର୍ଣ୍ଣ ରୂପେ ଅଧିକାର କରିବା ନିମନ୍ତେ ଗ୍ଭହାନ୍ତି।” [a] କିନ୍ତୁ ପରମେଶ୍ୱର ଆମ୍ଭକୁ ଦେଇଥିବା ଅନୁଗ୍ରହ ଅତି ମହାନ ଅଟେ। ଯେପରି ଶାସ୍ତ୍ର କୁହେ: “ପରମେଶ୍ୱର ଅହଂକାରୀ ଲୋକମାନଙ୍କର ବିରୋଧୀ, କିନ୍ତୁ ସେ ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।” [b]

ଅତଏବ ନିଜକୁ ପରମେଶ୍ୱରଙ୍କଠାରେ ସମର୍ପିତ କର। ଶୟତାନକୁ ବାଧା ଦିଅ, ତା’ହେଲେ ସେ ତୁମ୍ଭଠାରୁ ଦୂରେଇ ଯିବ। ପରମେଶ୍ୱରଙ୍କ ନିକଟକୁ ଆସ, ତେବେ ସେ ମଧ୍ୟ ତୁମ୍ଭମାନଙ୍କ ନିକଟକୁ ଆସିବେ। ତୁମ୍ଭେମାନେ ପାପୀ ଅଟ। ଅତଏବ ତୁମ୍ଭମାନଙ୍କ ଜୀବନରୁ ପାପକୁ ପରିଷ୍କାର କର। ତୁମ୍ଭେ ଏକା ସମୟରେ ପରମେଶ୍ୱର ଓ ସଂସାର, ଉଭୟର ଅନୁସରଣ କରିବାକୁ ଚେଷ୍ଟା କରୁଛ। ତୁମ୍ଭର ଚିନ୍ତାଧାରାକୁ ପବିତ୍ର କର। ଦୁଃଖୀ ହୁଅ, ଦୁଃଖ ପ୍ରକାଶ କର ଓ କ୍ରନ୍ଦନ କର! ତୁମ୍ଭର ହାସ୍ୟକୁ କ୍ରନ୍ଦନରେ ବଦଳାଇ ଦିଅ। ତୁମ୍ଭର ପ୍ରଫୁଲ୍ଲତାକୁ ଦୁଃଖରେ ବଦଳାଅ। 10 ପ୍ରଭୁଙ୍କ ଆଗରେ ନମ୍ର ହୁଅ ଓ ସେ ତୁମ୍ଭକୁ ମହାନ୍ କରିବେ।

ତୁମ୍ଭେ ବିଗ୍ଭରପତି ନୁହଁ

11 ଭାଇ ଓ ଭଉଣୀମାନେ! ପରସ୍ପର ବିରୁଦ୍ଧରେ କିଛି କୁହ ନାହଁ। ତୁମ୍ଭେ ଯଦି ଖ୍ରୀଷ୍ଟଙ୍କଠାରେ ଥିବା ତୁମ୍ଭର କୌଣସି ଭାଇର ସମାଲୋଚନା କରୁଛ ବା ବିଗ୍ଭର କରୁଛ; ତା’ହେଲେ ସେ ଯେଉଁ ବ୍ୟବସ୍ଥା ପାଳନ କରୁଛି, ତୁମ୍ଭେ ତା’ର ସମାଲୋଚନା କରୁଛ। ଯଦି ତୁମ୍ଭେ ଖ୍ରୀଷ୍ଟରେ ଥିବା ଜଣେ ଭାଇର ବିଗ୍ଭର କର, ତେବେ ତୁମ୍ଭେ ପ୍ରକୃତରେ ସେ ପାଳନ କରୁଥିବା ବ୍ୟବସ୍ଥାର ବିଗ୍ଭର କରୁଛ। ଏବଂ ତୁମ୍ଭେ ଯଦି ବ୍ୟବସ୍ଥାର ବିଗ୍ଭର କରୁଛ, ତେବେ ତୁମ୍ଭେ ବ୍ୟବସ୍ଥାର ପାଳନ କରୁ ନାହଁ। ତୁମ୍ଭେ ନିଜେ ତାହାର ବିଗ୍ଭରପତି ହୋଇଗଲ। 12 କେବଳ ପରମେଶ୍ୱର ହିଁ ବ୍ୟବସ୍ଥା ରଚନା କରନ୍ତି। ସେ ହେଉଛନ୍ତି ଏକମାତ୍ର ବିଗ୍ଭରପତି। ସେ କେବଳ ରକ୍ଷା କରି ପାରନ୍ତି ଓ ବିନାଶ ମଧ୍ୟ କରି ପାରନ୍ତି। ଅତଏବ ଅନ୍ୟ କୌଣସି ଲୋକର ବିଗ୍ଭର କରିବାର ତୁମ୍ଭ ପକ୍ଷରେ ଠିକ୍ ନୁହେଁ।

ପରମେଶ୍ୱର ତୁମ୍ଭ ଜୀବନର ଯୋଜନା କରନ୍ତୁ

13 ତୁମ୍ଭ ଭିତରେ କେହି କେହି କୁହନ୍ତି, “ଆମ୍ଭେ ଆଜି ବା କାଲି କୌଣସି ସହରକୁ ଯିବୁ। ଆମ୍ଭେ ସେଠାରେ ବର୍ଷେ ରହିବୁ ଓ ବ୍ୟବସାୟ କରି ଧନ ଅର୍ଜନ କରିବୁ।” ଶୁଣ! ଏହି ବିଷୟରେ ଚିନ୍ତା କର: 14 ତୁମ୍ଭେ ଜାଣି ନାହଁ, ଆସନ୍ତା କାଲି କ’ଣ ଘଟିବ! ତୁମ୍ଭ ଜୀବନଟି ଗୋଟିଏ କୁହୁଡ଼ି ତୁଲ୍ୟ। ତୁମ୍ଭେ ତାହାକୁ ଅଳ୍ପ ସମୟ ଧରି ଦେଖି ପାରିବ, ତା’ପରେ ସେ ଗ୍ଭଲିଯାଏ। 15 ଅତଏବ ତୁମ୍ଭେ କହିବା ଉଚିତ୍: “ଯଦି ପରମେଶ୍ୱରଙ୍କ ଇଚ୍ଛା ଥାଏ, ଆମ୍ଭେ ଜୀବିତ ରହିବୁ ଓ ଏହା କରିବୁ ବା ତାହା କରିବୁ।” 16 କିନ୍ତୁ ଏବେ ତୁମ୍ଭେ ଅହଂକାର କରି ଗର୍ବ କରୁଛ। ଏହି ପ୍ରକାର ଅହଂକାର କରିବା ଅନୁଚିତ୍ ଅଟେ। 17 ଯଦି ଜଣେ ଲୋକ ଭଲ କାମ କରିବାକୁ ଜାଣି ସୁଦ୍ଧା ତାହା କରେ ନାହିଁ, ତା’ହେଲେ ସେ ପାପ କରିଥାଏ।

ଯୂନସ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 1

ପରମେଶ୍ୱର ଡାକିଲେ ଏବଂ ଯୂନସ ଦୂରେଇ ଗଲେ

ଅମିତ୍ତୟଙ୍କ ପୁତ୍ର ଯୂନସକୁ ସଦାପ୍ରଭୁ କହିଲେ। ସଦାପ୍ରଭୁ କହିଲେ, “ନୀନିବୀ ଗୋଟିଏ ବିରାଟ ନଗରୀ। ସେଠାରେ ଲୋକମାନେ ବହୁତ ମନ୍ଦକାର୍ଯ୍ୟ କରୁଛନ୍ତି ବୋଲି ଆମ୍ଭେ ଶୁଣିଲୁ। ଉଠ ଓ ସେହି ନଗରୀକୁ ଯାଅ ଏବଂ ତାହା ବିରୁଦ୍ଧରେ ଆମ୍ଭ ବିଗ୍ଭରଧାରା ଘୋଷଣା କର।”

ଯୂନସ ପରମେଶ୍ୱରଙ୍କ କଥା ମାନିବାକୁ ଗ୍ଭହିଁଲେ ନାହିଁ। ତେଣୁ ସେ ସଦାପ୍ରଭୁଙ୍କଠାରୁ ଦୂରେଇ ଯିବାକୁ ଚେଷ୍ଟା କଲେ। ସେ ଯାଫୋକୁ ଗ୍ଭଲିଗଲେ। ସେ ଦେଖିଲେ ଗୋଟିଏ ନୌକା ସୁଦୂର ତର୍ଶୀଶ ନଗରୀକୁ ଯାଉଥିଲା। ସେ ଅର୍ଥ ଦେଇ ସେହି ନୌକାରେ ଯାତ୍ରା କଲେ। ସେ ତର୍ଶୀଶ ଯାଉଥିବା ଲୋକମାନଙ୍କ ସହିତ ଭ୍ରମଣ କରିବାକୁ ଇଚ୍ଛା କଲା ଏବଂ ସଦାପ୍ରଭୁଙ୍କଠାରୁ ଦୂରେଇ ଗଲେ।

ଗୋଟିଏ ପ୍ରକାଣ୍ତ ଝଡ଼

କିନ୍ତୁ ସଦାପ୍ରଭୁ ଗୋଟିଏ ପ୍ରକାଣ୍ତ ଝଡ଼ି ସେହି ସମୁଦ୍ରକୁ ପ୍ରେରଣ କଲେ। ସେହି ବାତ୍ୟା ସମୁଦ୍ରକୁ ଅଶାନ୍ତ କରି ଦେଲା। ସେହି ଝଡ଼ ଅତି ଶକ୍ତିଶାଳୀ ଥିଲା ଏବଂ ନୌକାଟି ଭାଙ୍ଗି ଖଣ୍ତ ଖଣ୍ତ ହେବାକୁ ବସିଲା। ଲୋକମାନେ ବୁଡ଼ି ଯାଉଥିବା ନୌକାକୁ ହାଲୁକା କରିବାକୁ ଇଚ୍ଛା କଲେ। ସେମାନେ ନୌକାରେ ବୋଝେଇ ହୋଇଥିବା ମାଲକୁ ସମୁଦ୍ରକୁ ଫିଙ୍ଗିବା ଆରମ୍ଭ କଲେ। ନାବିକମାନେ ଭୟଭୀତ ହୋଇ ପଡ଼ିଲେ। ସମସ୍ତେ ନିଜ ନିଜ ଈଶ୍ୱରଙ୍କୁ ଡାକିବା ଆରମ୍ଭ କଲେ।

ମାତ୍ର ଯୂନସ ଜାହାଜ ଅନ୍ତରସ୍ଥ ଭାଗକୁ ଯାଇଥିଲେ; ଆଉ, ଶୟନ କରି ଘୋର ନିଦ୍ରାରେ ମଗ୍ନ ହୋଇଥିଲେ। ଯୂନସ ଜାହଜରେ ଶୋଇଥିବାର ଦେଖି ଜାହାଜର କପ୍ତାନ କହିଲେ, “ଉଠ ଜାଗ୍ରତ ହୁଅ। ଶୋଇଛ କାହିଁକି? ତୁମ୍ଭର ଈଶ୍ୱରଙ୍କୁ ପ୍ରାର୍ଥନା କର। ତୁମ୍ଭର ପ୍ରଭୁ ହୁଏତ ତୁମ୍ଭର ପ୍ରାର୍ଥନା ଶୁଣିବେ ଓ ଆମ୍ଭମାନଙ୍କୁ ରକ୍ଷା କରିବେ।”

What Caused This Storm?

ତା’ପରେ ନାବିକମାନେ ପରସ୍ପର କୁହାକୁହି ହେଲେ, “ଆମ୍ଭେମାନେ ଗୁଲିବାଣ୍ଟ ଫିଙ୍ଗି ଜାଣିବା, କାହିଁକି ଏ ଦୁଃଖ ଆମ୍ଭମାନଙ୍କ ଉପରେ ଘଟୁଛି।”

ତେଣୁ ସେମାନେ ଗୁଲିବାଣ୍ଟ ଫିଙ୍ଗିଲେ। ଏହି ଗୁଲିବାଣ୍ଟ ଫିଙ୍ଗାରୁ ଜଣାଗଲା ଯୂନସ ଯୋଗୁଁ ଏ ଦୁଃଖ ଘଟିଲା। ତା’ପରେ ଲୋକମାନେ ଯୂନସକୁ କହିଲେ, “ଏହା ହେଉଛି ତୁମ୍ଭର ଦୋଷ, ଯାହା ଯୋଗୁଁ ଆମ୍ଭମାନଙ୍କର ଏହି ଭୟଙ୍କର ଦୁଃଖ ଘଟୁଛି। ତେଣୁ ତୁମ୍ଭେ କ’ଣ କରିଛ ଆମ୍ଭମାନଙ୍କୁ କୁହ। ତୁମ୍ଭର କାମ କ’ଣ? ତୁମ୍ଭେ କେଉଁଠାରୁ ଆସିଛ ଓ ତୁମ୍ଭର ଘର କେଉଁଠି? ତୁମ୍ଭର ଲୋକ କିଏ?”

ଯୂନସ ସେହି ନାବିକମାନଙ୍କୁ କହିଲେ, “ମୁଁ ଜଣେ ହିବ୍ରୁ ଏବଂ ସଦାପ୍ରଭୁଙ୍କୁ ଉପାସନା କରେ ଯିଏ କି ସ୍ୱର୍ଗର ପରମେଶ୍ୱର। ସେହି ହେଉଛନ୍ତି ପରମେଶ୍ୱର ଯିଏ କି ସମୁଦ୍ର ଓ ଦେଶର ସୃଷ୍ଟିକର୍ତ୍ତା।”

10 ଯୂନସ ସଦାପ୍ରଭୁଙ୍କଠାରୁ ଦୂରେଇ ଯାଉଥିଲା ବୋଲି ସେହି ନାବିକମାନଙ୍କୁ କହିଲେ। ଯେତେବେଳେ ସେମାନେ ଏ କଥା ଜାଣିଲେ, ସେମାନେ ଭୟଭୀତ ହୋଇ ପଡ଼ିଲେ। ସେମାନେ ଯୂନସକୁ ପଗ୍ଭରିଲେ, “ତୁମ୍ଭେ କି ଭୟଙ୍କର କାର୍ଯ୍ୟ ପରମେଶ୍ୱରଙ୍କ ବିରୁଦ୍ଧରେ କଲ?”

11 ପବନ ଓ ଢେଉ ସମୁଦ୍ରରେ ଅଧିକ ଶକ୍ତିଶାଳୀ ହୋଇ ବଢ଼ିବାକୁ ଲାଗିଲା। ତେଣୁ ଲୋକମାନେ ଯୂନସକୁ କହିଲେ, “ଆମ୍ଭେମାନେ ଆମ୍ଭମାନଙ୍କୁ ରକ୍ଷା କରିବାକୁ କ’ଣ କରିବୁ? ତୁମ୍ଭ ପ୍ରତି କ’ଣ କଲେ ସମୁଦ୍ର ଶାନ୍ତ ହେବ?”

12 ଯୂନସ ସେହି ନାବିକମାନଙ୍କୁ କହିଲେ, “ମୁଁ ଜାଣେ, ମୁଁ ଭୁଲ୍ କରିଛି, ସେଥିପାଇଁ ସମୁଦ୍ରରେ ଝଡ଼ ଆସିଲା। ତେଣୁ ତୁମ୍ଭେମାନେ ମୋତେ ସମୁଦ୍ରକୁ ଫିଙ୍ଗିଦିଅ, ତହିଁରେ ସମୁଦ୍ର ଶାନ୍ତ ହୋଇଯିବ।”

13 କିନ୍ତୁ ସେହି ନାବିକମାନେ ଯୂନସକୁ ସମୁଦ୍ରକୁ ଫିଙ୍ଗିବାକୁ ଇଚ୍ଛା କରି ନ ଥିଲେ। ସେମାନେ ଜାହାଜକୁ କୂଳକୁ ନେବାକୁ ବହୁ ଚେଷ୍ଟା କଲେ, କିନ୍ତୁ କୂଳକୁ ନେବାକୁ ସକ୍ଷମ ହେଲେ ନାହିଁ। ପବନ ଓ ତରଙ୍ଗ ଅଧିକ ଶକ୍ତିଶାଳୀ ହୋଇ ସେମାନଙ୍କ ବିରୁଦ୍ଧରେ ବହିବାକୁ ଲାଗିଲା।

ଯୂନସର ଶାସ୍ତି

14 ତେଣୁ ସେହି ନାବିକମାନେ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ, “ହେ ପ୍ରଭୁ, ଆମ୍ଭେମାନେ ଯୂନସକୁ ସମୁଦ୍ର ମଧ୍ୟକୁ ପକାଉଛୁ କାରଣ ସେ ବହୁ ମନ୍ଦକାର୍ଯ୍ୟ କରିଛି। ଏଥିପାଇଁ ଆମ୍ଭକୁ ଦୋଷୀ କର ନାହିଁ, ସତେ ଯେପରି ଆମ୍ଭେ ଏକ ନିରୀହ ବ୍ୟକ୍ତିକୁ ବଧ କରୁଅଛୁ। ପୁଣି ନିରୀହ ବ୍ୟକ୍ତିର ରକ୍ତପାତ ଦୋଷ ଆମ୍ଭମାନଙ୍କ ଉପରେ ବର୍ତ୍ତାଅ ନାହିଁ। ଆମ୍ଭେମାନେ ଜାଣୁ ତୁମ୍ଭେ ସଦାପ୍ରଭୁ ଅଟ ଏବଂ ତୁମ୍ଭେ ଯାହା ଗ୍ଭହିଁବ ତାହା କରିବ। କିନ୍ତୁ ଆମ୍ଭମାନଙ୍କ ପ୍ରତି ସଦୟ ହୁଅ।”

15 ତେଣୁ ସେହି ନାବିକମାନେ ଯୂନସକୁ ସମୁଦ୍ରରେ ଫିଙ୍ଗି ଦେଲେ। ଝଡ଼ ବନ୍ଦ ହେଲା ଓ ସମୁଦ୍ର ଶାନ୍ତ ହେଲା। 16 ଯେତେବେଳେ ଲୋକମାନେ ଏହା ଦେଖିଲେ ସେମାନେ ଭୟଭୀତ ହୋଇ ପଡ଼ିଲେ ଏବଂ ସଦାପ୍ରଭୁଙ୍କୁ ଉପାସନା କଲେ। ସେମାନେ ସଦାପ୍ରଭୁଙ୍କୁ ବଳି ଦେଲେ ଏବଂ ସଦାପ୍ରଭୁଙ୍କ ନିକଟରେ ମାନସିକ କରି ଶପଥ କଲେ।

17 ଯେତେବେଳେ ଯୂନସ ସମୁଦ୍ରରେ ପଡ଼ିଲେ, ସେତେବେଳେ ସଦାପ୍ରଭୁ ଏକ ବିରାଟ ମାଛ ଯୂନସକୁ ଗିଲିବାକୁ ପଠାଇଲେ। ଯୂନସ ସେହି ମାଛ ଗର୍ଭରେ ତିନି ଦିନ ଓ ତିନି ରାତି ରହିଲା।

ଲୂକ ଲିଖିତ ସୁସମାଗ୍ଭର 6

ଯୀଶୁ ବିଶ୍ରାମବାରର ପ୍ରଭୁ(A)

ଥରେ ବିଶ୍ରାମବାରରେ ଯୀଶୁ ଶସ୍ୟ କ୍ଷେତ୍ର ଦେଇ ଯାଉଥିଲେ। ତାହାଙ୍କର ଶିଷ୍ୟମାନେ କେତେକ ଶସ୍ୟ ଛିଣ୍ତେଇଲେ ଓ ତାହାକୁ ଦୁଇ ହାତରେ ଦଳିଲେ ଏବଂ ଖାଇଲେ। କେତେକ ଫାରୂଶୀ କହିଲେ, “ବିଶ୍ରାମବାରରେ ଯାହା କରିବା ବିଧିସଙ୍ଗତ ନୁହେଁ, ତୁମ୍ଭେମାନେ ତାହା କାହିଁକି କରୁଛ?”

ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଦାଉଦ ଓ ତାହାଙ୍କ ସାଥୀମାନେ ଭୋକିଲା ଥିବା ବେଳେ ଦାଉଦ କ’ଣ କରିଥିଲେ, ତାହା କ’ଣ ତୁମ୍ଭେମାନେ ପଢ଼ି ନାହଁ? ଦାଉଦ ପରମେଶ୍ୱରଙ୍କ ଘର ଭିତରକୁ ପଶିଲେ। ପରମେଶ୍ୱରଙ୍କୁ ଅର୍ପିତ ହୋଇଥିବା ରୋଟୀ ଉଠେଇ ଆଣି ନିଜେ ଖାଇଥିଲେ ତଥା ସାଥୀମାନଙ୍କୁ ମଧ୍ୟ ଖାଇବାକୁ ଦେଇଥିଲେ। ଏହା ମୋଶାଙ୍କ ଆଦେଶର ବିରୁଦ୍ଧାଚରଣ ଥିଲା। ମୋଶାଙ୍କ ଆଦେଶ ଅନୁସାରେ ଏହି ରୋଟୀ କେବଳ ଯାଜକମାନଙ୍କ ବ୍ୟତୀତ ଅନ୍ୟ କାହାରି ଖାଇବା ଉଚିତ୍ ନୁହେଁ। ତା’ପରେ ଯୀଶୁ ଫାରୂଶୀମାନଙ୍କୁ କହିଲେ, “ମନୁଷ୍ୟପୁତ୍ର ବିଶ୍ରାମବାରର ମଧ୍ୟ ମାଲିକ।”

ଯୀଶୁ ବିଶ୍ରାମବାରରେ ଜଣେ ରୋଗୀକୁ ସୁସ୍ଥ କଲେ(B)

ଆଉ ଗୋଟିଏ ବିଶ୍ରାମବାରରେ ଯୀଶୁ ଯିହୂଦୀ ସମାଜଗୃହକୁ ଗଲେ। ସେଠାରେ ସେ ଲୋକମାନଙ୍କୁ ଉପଦେଶ ଦେଲେ। ସେଠାରେ ଗୋଟିଏ ଲୋକ ଥିଲା, ଯାହାର ଡାହାଣ ହାତଟି ପଙ୍ଗୁ ହୋଇ ଯାଇଥିଲା। ବିଶ୍ରାମବାରରେ ଯୀଶୁ କାହାରିକୁ ସୁସ୍ଥ କରି ଦେଉଛନ୍ତି କି ନାହିଁ ତାହା ଦେଖିବା ପାଇଁ ସେଠାରେ ଯିହୂଦୀ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନେ ଅପେକ୍ଷା କରି ରହିଥିଲେ। ସେମାନେ ଦେଖିବାକୁ ଗ୍ଭହୁଁଥିଲେ ଯେ, ଯୀଶୁ କିଛି ଭୁଲ୍ କାମ କଲେ ସେମାନେ ତାହାଙ୍କୁ ଦୋଷୀ ସାବ୍ୟସ୍ତ କରି ପାରିବେ। କିନ୍ତୁ ସେମାନେ କ’ଣ ଭାବୁଛନ୍ତି, ତାହା ଯୀଶୁ ଜାଣି ପାରିଲେ। ତେଣୁ ଯେଉଁ ଲୋକଟିର ହାତ ପଙ୍ଗୁ ହୋଇ ଯାଇଥିଲା, ଯୀଶୁ ତାହାକୁ କହିଲେ, “ଉଠ ଓ ସମସ୍ତଙ୍କ ଆଗରେ ଠିଆ ହୋଇ ଯାଅ।” ସେ ଉଠିପଡ଼ି ସମସ୍ତଙ୍କ ଆଗରେ ଠିଆ ହୋଇଗଲା। ତା’ପରେ ଯୀଶୁ ଲୋକମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ପଗ୍ଭରୁଛି ବିଶ୍ରାମବାରରେ କାହାରି ମଙ୍ଗଳ କରିବା ନା କାହାରି କ୍ଷତି କରିବା ଉଚିତ୍? କାହାରି ଜୀବନ ରକ୍ଷା କରିବା ଉଚିତ୍ ନା କାହାରି ଜୀବନ ନଷ୍ଟ କରିବା।”

10 ଯୀଶୁ ଗ୍ଭରିଆଡ଼କୁ ସମସ୍ତଙ୍କ ଉପରେ ଦୃଷ୍ଟି ପକେଇଲେ ଓ ପୁଣି ସେହି ଲୋକଟିକୁ କହିଲେ, “ତୁମ୍ଭ ହାତ ବଢ଼ାଅ।” ସେ ସେହିଭଳି କଲା ଓ ତା’ ହାତ ପୁଣି ସୁସ୍ଥ ହୋଇଗଲା। 11 ଫାରୂଶୀ ଓ ଧର୍ମଶାସ୍ତ୍ରୀମାନେ ଖୁବ୍ ରାଗିଗଲେ। ସେମାନେ ନିଜ ନିଜ ଭିତରେ କଥାବାର୍ତ୍ତା କଲେ, “ଯୀଶୁଙ୍କ ପାଇଁ କ’ଣ କରାଯିବ?”

ଯୀଶୁ ତାହାଙ୍କ ବାରଜଣ ପ୍ରେରିତଙ୍କୁ ବାଛିଲେ(C)

12 ସେହି ସମୟରେ ଯୀଶୁ ପ୍ରାର୍ଥନା କରିବା ପାଇଁ ଗୋଟିଏ ପର୍ବତ ଉପରକୁ ଗଲେ। ସେ ସେଠାରେ ପରମେଶ୍ୱରଙ୍କୁ ପ୍ରାର୍ଥନା କରିବାରେ ସାରା ରାତିଟି ବିତେଇଲେ। 13 ତା’ ପରଦିନ ସକାଳେ ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ ଡାକିଲେ। ସେ ସେମାନଙ୍କ ମଧ୍ୟରୁ ବାରଜଣଙ୍କୁ ବାଛିଲେ। ସେ ଏହି ଶିଷ୍ୟମାନଙ୍କୁ ‘ପ୍ରେରିତ’ ନାମ ଦେଲେ।

14 ସେମାନେ ହେଲେ: ଶିମୋନ ଯାହାଙ୍କୁ ସେ ପିତର ବୋଲି ମଧ୍ୟ ନାମ ଦେଲେ।

ଶିମୋନଙ୍କ ଭାଇ ଆନ୍ଦ୍ରିୟ,

ଯାକୁବ ଓ

ଯୋହନ,

ଫିଲି‌ପ୍‌ପ ଓ

ବାର୍ଥଲମି,

15 ମାଥିଉ,

ଥୋମା,

ଆଲଫିଙ୍କ ପୁତ୍ର ଯାକୁବ,

ଶିମୋନ ଯାହାଙ୍କୁ ଉ‌ଦ୍‌ଯୋଗୀ ବୋଲି କୁହନ୍ତି।

16 ଯାକୁବଙ୍କ ପୁତ୍ର ଯିହୂଦା ଓ ଇଷ୍କାରିୟୋତ ଯିହୂଦା ପରେ ଏହି ଯିହୂଦା ବିଶ୍ୱାସ ଘାତକତା କରି ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା।

ଯୀଶୁ ଲୋକଙ୍କୁ ଉପଦେଶ ଦେଲେ ଓ ରୋଗ ମୁକ୍ତକଲେ(D)

17 ତା’ପରେ ଯୀଶୁ ସେମାନଙ୍କ ସହିତ ତଳକୁ ଆସି ଗୋଟିଏ ସମତଳ ଭୂମି ଉପରେ ଠିଆ ହେଲେ। ସେଠାରେ ବହୁତ ସଂଖ୍ୟାରେ ତାହାଙ୍କ ଶିଷ୍ୟମାନେ ଉପସ୍ଥିତ ଥିଲେ। ତା ଛଡ଼ା ସମଗ୍ର ଯିହୂଦା, ଯିରୁଶାଲମ, ସମୁଦ୍ର ଉପକୂଳବର୍ତ୍ତୀ ସହର ସୋର ଓ ସୀଦୋନରୁ ଆସି ବହୁ ସଂଖ୍ୟାରେ ଲୋକ ସେଠାରେ ଜମା ହୋଇଥିଲେ। 18 ସେମାନେ ଯୀଶୁଙ୍କ ଉପଦେଶ ଶୁଣିବାକୁ ଓ ସୁସ୍ଥ ହେବାକୁ ସେଠାକୁ ଆସିଥିଲେ। ଯେଉଁମାନେ ଦୁଷ୍ଟାତ୍ମା ଯୋଗୁଁ କଷ୍ଟ ପାଉଥିଲେ, ସେମାନେ ସେଠାକୁ ଆସି ସୁସ୍ଥ ହୋଇଗଲେ। 19 ସମସ୍ତ ଲୋକେ ତାହାଙ୍କୁ ଛୁଇଁବାକୁ ଚେଷ୍ଟା କରୁଥିଲେ। କାରଣ ତାହାଙ୍କ ଦେହରୁ ଶକ୍ତି ବାହାରୁ ଥିଲା। ସେ ସେହି ଲୋକମାନଙ୍କୁ ସୁସ୍ଥ କରିଦେଲେ।

20 ଶିଷ୍ୟମାନଙ୍କ ଆଡ଼କୁ ଗ୍ଭହିଁ ଯୀଶୁ କହିଲେ,

“ହେ ଦୀନହୀନ ଲୋକମାନେ! ତୁମ୍ଭେମାନେ ଧନ୍ୟ
    କାରଣ ତୁମ୍ଭେମାନେ ସ୍ୱର୍ଗରାଜ୍ୟର ଅଧିକାରୀ।
21 ତୁମ୍ଭେମାନେ, ଯେଉଁମାନେ ଏବେ ଭୋକିଲା, ଧନ୍ୟ,
    କାରଣ ତୁମ୍ଭେମାନେ ପରିତୃପ୍ତ ହେବ।
ରୋଦନ କରୁଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଏବେ ଧନ୍ୟ,
    କାରଣ ତୁମ୍ଭେମାନେ ଆନନ୍ଦରେ ଜୀବନଯାପନ କରିବ।

22 “ମନୁଷ୍ୟପୁତ୍ରଙ୍କ ଯୋଗୁଁ ଲୋକମାନେ ତୁମ୍ଭମାନଙ୍କୁ ଘୃଣା କରିବେ। ସେମାନେ ତୁମ୍ଭମାନଙ୍କୁ ଘୃଣା କରିବେ। ତୁମ୍ଭମାନଙ୍କୁ ଅପମାନ ଦେବେ, ତୁମ୍ଭମାନଙ୍କ ବିଷୟରେ ମନ୍ଦ କଥା କହି ତୁମ୍ଭମାନଙ୍କୁ ଅଗ୍ରାହ୍ୟ କରିଦେବେ, ଯେତେବେଳେ ଏହା ଘଟିବ, ତୁମ୍ଭେ ଧନ୍ୟ ହେବ। 23 ସେତେବେଳେ ଆନନ୍ଦରେ ନାଚି ଉଠିବ। କାରଣ ତୁମ୍ଭମାନଙ୍କ ପାଇଁ ସ୍ୱର୍ଗରେ ମହା ପୁରସ୍କାର ରହିଛି। ସେମାନଙ୍କର ପୂର୍ବପୁରୁଷମାନେ ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ଠିକ୍ ସେହିଭଳି ବ୍ୟବହାର ଦେଖାଇ ଥିଲେ ଯେଉଁଭଳି ଏବେ ସେମାନେ ତୁମ୍ଭକୁ ବ୍ୟବହାର ଦେଖାଉଛନ୍ତି।

24 “କିନ୍ତୁ ହେ ଧନୀ ଲୋକମାନେ! ତୁମ୍ଭକୁ ଧିକ୍
    କାରଣ ତୁମ୍ଭେମାନେ ଆରାମଦାୟକ ଜୀବନ କଟାଇ ଆସିଛ।
25 ଧିକ୍ ତୁମ୍ଭେମାନେ, ଯେଉଁମାନେ ବର୍ତ୍ତମାନ ପରିତୃପ୍ତ ଅଛ।
    କାରଣ ତୁମ୍ଭେମାନେ ଭୋକିଲା ହେବ।
ଧିକ ତୁମ୍ଭେମାନେ, ଯେଉଁମାନେ ବର୍ତ୍ତମାନ ହସୁଛ,
    କାରଣ ତୁମ୍ଭେମାନେ ଦୁଃଖିତ ହେବ ଓ କାନ୍ଦିବ।

26 “ଧିକ୍ ତୁମ୍ଭମାନଙ୍କୁ ଯେଉଁମାନଙ୍କୁ ବର୍ତ୍ତମାନେ ଲୋକେ ‘ଭଲ’ ବୋଲି କହୁଛନ୍ତି। କାରଣ ସେମାନଙ୍କର ପୂର୍ବପୁରୁଷମାନେ ଭଣ୍ଡ ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ମଧ୍ୟ ଭଲ ବୋଲି କହୁଥିଲେ।

ତୁମ୍ଭର ଶତ୍ରୁକୁ ପ୍ରେମ କର(E)

27 “ତୁମ୍ଭେମାନେ ଯେଉଁମାନେ ମୋ’ କଥା ଶୁଣୁଛ, ମୁଁ ସେହିମାନଙ୍କୁ କହୁଛି, ନିଜ ଶତ୍ରୁକୁ ପ୍ରେମ କର। ତୁମ୍ଭମାନଙ୍କୁ ଯେଉଁମାନେ ଘୃଣା କରୁଛନ୍ତି, ସେମାନଙ୍କର ମଙ୍ଗଳ କର। 28 ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦେଉଛନ୍ତି, ପରମେଶ୍ୱରଙ୍କୁ ପ୍ରାର୍ଥନା କର ଯେ ସେ ସେମାନଙ୍କୁ ଆଶୀର୍ବାଦ କରନ୍ତୁ। ଯେଉଁମାନେ ତୁମ୍ଭମାନଙ୍କୁ ଆପମାନ ଦେଉଛନ୍ତି, ତୁମ୍ଭେମାନେ ସେମାନଙ୍କ ପାଇଁ ପ୍ରାର୍ଥନା କର। 29 ଯେଉଁ ଲୋକ ତୁମ୍ଭର ଗୋଟିଏ ଗାଲରେ ଗ୍ଭପୁଡ଼ାଟିଏ ମାରିବ, ତାହାକୁ ଅନ୍ୟ ଗାଲଟି ବି ଦେଖାଇ ଦିଅ। ଯେଉଁ ଲୋକ ତୁମ୍ଭର ଜାମାଟି ନେଇଯାଉଛି ତାହାକୁ ତୁମ୍ଭର ଧୋତିବି ନେଇଯିବାକୁ ଦିଅ। 30 ଯଦି କେହି ତୁମ୍ଭକୁ କିଛି ମାଗୁଛି, ତାହା ତାକୁ ଦେଇଦିଅ। ଯଦି କୌଣସି ଲୋକ ତୁମ୍ଭର କିଛି ନେଇ ଯାଏ, ତେବେ ତାହା ତାକୁ ଫେରେଇ ଦେବାକୁ କୁହ ନାହିଁ। 31 ଅନ୍ୟ ଲୋକମାନେ ତୁମ୍ଭମାନଙ୍କୁ ଯେଭଳି ବ୍ୟବହାର ଦେଖାନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ମଧ୍ୟ ଅନ୍ୟମାନଙ୍କୁ ମଧ୍ୟ ସେହିଭଳି ବ୍ୟବହାର ଦେଖାଅ।

32 “ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ତୁମ୍ଭେମାନେ ଯଦି କେବଳ ସେହି ଲୋକମାନଙ୍କୁ ପ୍ରେମ କରୁଛ, ତେବେ ତୁମ୍ଭେମାନେ କେଉଁ ପ୍ରଶଂସା ପାଇବାକୁ ଯୋଗ୍ୟ? କାରଣ ପାପୀମାନେ ମଧ୍ୟ ସେହିମାନଙ୍କୁ ପ୍ରେମ କରନ୍ତି, ଯେଉଁମାନେ ସେମାନଙ୍କୁ ପ୍ରେମ କରନ୍ତି। 33 ଯେଉଁମାନେ ତୁମ୍ଭମାନଙ୍କର ଉପକାର କରନ୍ତି, ତୁମ୍ଭେମାନେ ଯଦି କେବଳ ସେହିମାନଙ୍କର ଉପକାର କରିବ, ତେବେ ତୁମ୍ଭମାନଙ୍କର ମହତ ପଣିଆ କେଉଁଠି ରହିଲା? କାରଣ ପାପୀମାନେ ମଧ୍ୟ ଏହିପରି କରନ୍ତି। 34 ଯେଉଁମାନଙ୍କଠାରୁ ଫେରି ପାଇବାର ଆଶା ଥିବ, ତୁମ୍ଭେମାନେ ଯଦି କେବଳ ସେହିମାନଙ୍କୁ ଟଙ୍କା ଧାର ଦିଅ, ତେବେ ତୁମ୍ଭେମାନେ କେଉଁ ପ୍ରଶଂସା ପାଇବାକୁ ଯୋଗ୍ୟ? କାରଣ ପାପୀମାନେ ମଧ୍ୟ ଟଙ୍କା ଫେରି ପାଇବା ଆଶାରେ ଅନ୍ୟ ପାପୀମାନଙ୍କୁ ଟଙ୍କା ଧାର ଦିଅନ୍ତି।

35 “ତେଣୁ ନିଜ ଶତ୍ରୁକୁ ଭଲ ପାଅ। ଲୋକଙ୍କର ଉପକାର କର ଓ ଫେରି ପାଇବାର କୌଣସି ଆଶା ନ ରଖି ଟଙ୍କା ଧାର ଦିଅ। ଏହା କଲେ ତୁମ୍ଭମାନଙ୍କୁ ପ୍ରଚୁର ପୁରସ୍କାର ମିଳିବ। ତୁମ୍ଭେମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ସନ୍ତାନ ହେବ। କାରଣ ସେ କପଟୀ ଏବଂ ଦୁଷ୍ଟ ଲୋକମାନଙ୍କ ପ୍ରତି ମଧ୍ୟ ଦୟାଶୀଳ ଅଟନ୍ତି। 36 ତୁମ୍ଭମାନଙ୍କର ପରମପିତା ଯେଉଁଭଳି ତୁମ୍ଭମାନଙ୍କୁ ପ୍ରେମ ଦେଖାନ୍ତି ଓ ଦୟା କରନ୍ତି, ତୁମ୍ଭେମାନେ ମଧ୍ୟ, ସେହିଭଳି ଅନ୍ୟମାନଙ୍କୁ ଦୟା ଦେଖାଅ ଓ ପ୍ରେମ କର।

ନିଜକୁ ଦେଖ(F)

37 “ତୁମ୍ଭେମାନେ କାହାରି ବିଗ୍ଭର କର ନାହିଁ। ତାହାହେଲେ ତୁମ୍ଭମାନଙ୍କର ମଧ୍ୟ ବିଗ୍ଭର କରାଯିବ ନାହିଁ। କୌଣସି ବ୍ୟକ୍ତିକୁ ଦୋଷୀ କର ନାହିଁ, ତେବେ ତୁମ୍ଭେ ମଧ୍ୟ ଦୋଷୀ ବିବେଚିତ ହେବ ନାହିଁ। ଅନ୍ୟକୁ କ୍ଷମା କରିଦିଅ, ତେବେ ତୁମ୍ଭେମାନଙ୍କୁ ମଧ୍ୟ କ୍ଷମା କରି ଦିଆଯିବ। 38 ଅନ୍ୟକୁ ଦିଅ, ତେବେ ତୁମ୍ଭେମାନେ ପାଇବ। ତୁମ୍ଭମାନଙ୍କୁ ବହୁତ ଦିଆଯିବ। ତୁମ୍ଭେମାନେ ଯେତିକି ଧରି ପାରିବ, ତା’ଠାରୁ ଅଧିକ ତୁମ୍ଭମାନଙ୍କ ହାତରେ ଢାଳି ଦିଆଯିବ। ତୁମ୍ଭମାନଙ୍କୁ ଏତେ ଅଧିକ ଦିଆଯିବ ଯେ ସେଥିରୁ ବହୁତ ତୁମ୍ଭମାନଙ୍କ ଅଣ୍ଟିରୁ ଉଛୁଳି ପଡ଼ିବ। ତୁମ୍ଭେମାନେ ଯେଉଁଭଳି ଭାବରେ ଅନ୍ୟକୁ ଦେବ, ପରମେଶ୍ୱର ବି ତୁମ୍ଭମାନଙ୍କୁ ସେହିଭଳି ଭାବରେ ଦେବେ।”

39 ଯୀଶୁ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ କଥା କହିଲେ, “ଜଣେ ଅନ୍ଧ ଆଉ ଜଣେ ଅନ୍ଧକୁ ବାଟ ଦେଖାଇ ପାରିବ କି? ନା! ତାହାକଲେ ଉଭୟ ଗୋଟିଏ ଖାଲରେ ଖସି ପଡ଼ିବେ। 40 ଜଣେ ଛାତ୍ର ତା’ ଶିକ୍ଷକଠାରୁ ବଡ଼ ହେଇ ପାରିବ ନାହିଁ। କିନ୍ତୁ ଛାତ୍ର ଜଣକ ପ୍ରତ୍ୟେକ ବିଷୟ ସମ୍ପୂର୍ଣ୍ଣ ଶିଖି ସାରିବା ପରେ ନିଜ ଶିକ୍ଷକଙ୍କ ସମାନ ହୋଇଯାଏ।

41 “ତୁମ୍ଭେମାନେ ନିଜ ଭାଇ ଆଖିରେ ପଡ଼ିଥିବା ଗୋଟିଏ ଛୋଟ ଗୁଣ୍ଡଟି ଆଡ଼କୁ କାହିଁକି ଗ୍ଭହୁଁଛ? ତୁମ୍ଭମାନଙ୍କୁ କ’ଣ ନିଜ ଆଖିରେ ପଡ଼ିଥିବା ବଡ଼ କାଠ ଖଣ୍ଡିକ ଦେଖାଯାଉ ନାହିଁ? 42 ତୁମ୍ଭେ ଯେତେବେଳେ ନିଜ ଆଖିରେ ପଡ଼ିଥିବା ବଡ଼ କାଠ ଖଣ୍ଡିକ ଦେଖି ପାରୁ ନାହିଁ, ସେତେବେଳେ ନିଜ ଭାଇକୁ କିପରି କହି ପାରିବ: ‘ଭାଇ, ଆସ ତୁମ୍ଭ ଆଖିରେ ପଡ଼ିଥିବା ଛୋଟ ଗୁଣ୍ଡଟି ବାହାର କରିଦେବି’। ଆରେ କପଟୀ! ଆଗ ନିଜ ଆଖିରେ ପଡ଼ିଥିବା କାଠ ଗୁଣ୍ଡଟି ବାହାର କରିଦିଅ, ତାହାହେଲେ ତୁମ୍ଭେ ସ୍ପଷ୍ଟ ଦେଖି ପାରିବ ଓ ଭାଇର ଆଖିରେ ପଡ଼ିଥିବା ଛୋଟ ଗୁଣ୍ଡଟି ବାହାର କରି ପାରିବ।

ଦୁଇ ପ୍ରକାରର ଫଳ(G)

43 “ଗୋଟିଏ ଭଲ ଗଛରେ ଖରାପ ଫଳ ଫଳେ ନାହିଁ। ଠିକ୍ ସେହିଭଳି ଗୋଟିଏ ଖରାପ ଗଛରେ ଭଲ ଫଳ ଫଳେ ନାହିଁ। 44 ପ୍ରତ୍ୟେକ ଗଛ ତା’ର ଫଳ ଦ୍ୱାରା ଚିହ୍ନି ହୁଏ। ଲୋକମାନେ ଅନାବନା କଣ୍ଟା ଗଛରୁ ଡିମ୍ବିରିଫଳ ସଂଗ୍ରହ କରନ୍ତି ନାହିଁ କି କଣ୍ଟା ବୁଦାରୁ ଦ୍ରାକ୍ଷାକୋଳି ପାଆନ୍ତି ନାହିଁ। 45 ଜଣେ ଭଲ ଲୋକର ମନ ଭିତରେ ଭଲ ବିଷୟ ସଞ୍ଚିତ ହୋଇ ରହିଥାଏ। ତେଣୁ ତା ମନ ଭିତରୁ ଭଲ ବିଷୟ ବାହାରିଥାଏ। କିନ୍ତୁ ଗୋଟିଏ ଖରାପ ଲୋକର ମନ ଭିତରେ ଖରାପ ବିଷୟ ସଞ୍ଚିତ ହୋଇ ରିହଥାଏ। ତେଣୁ ତା’ ମନ ଭିତରୁ ଖରାପ ବିଷୟ ବାହାରିଥାଏ। ଜଣେ ଲୋକର ମନ ଭିତରେ ଯାହା ଥାଏ, ସେ ତାହା କହିଥାଏ।

ଦୁଇ ପ୍ରକାରର ମଣିଷ(H)

46 “ତୁମ୍ଭେମାନେ ମୋତେ କାହିଁକି ‘ପ୍ରଭୁ’, ପ୍ରଭୁ ବୋଲି ଡାକୁଛ? କିନ୍ତୁ ମୁଁ ଯାହା କହୁଛି, ତୁମ୍ଭେମାନେ ତ ତାହା କରୁ ନାହଁ? 47 ଯେଉଁ ଲୋକ ମୋ’ ପାଖକୁ ଆସେ, ମୋ’ ଉପଦେଶ ଶୁଣେ ଓ ତାହାକୁ ମାନେ, 48 ସେ ଲୋକ ଘର ତିଆରି କରୁଥିବା ଗୋଟିଏ ଲୋକ ଭଳି। ସେ ଗଭୀର କରି ଗାତ ଖୋଳେ ଓ ଦୃଢ଼ ପଥର ଉପରେ ମୂଳଦୁଆ ପକାଏ! ଯେତେବେଳେ ବଢ଼ି ଆସେ, ପାଣି ସେ ଘରକୁ ଭସେଇ ନେବାକୁ ଧ‌‌କ୍‌‌କା ମାରେ, କିନ୍ତୁ ଆଦୌ ହଲେଇ ପାରେ ନାହିଁ। କାରଣ ଘରଟି ମ‌ଜ୍‌ଭୂତ ଭାବରେ ତିଆରି ହୋଇଥାଏ।

49 “କିନ୍ତୁ ଯେଉଁ ଲୋକ ମୋର ଉପଦେଶ ଶୁଣେ, କିନ୍ତୁ ତାହା ମାନେ ନାହିଁ, ସେ ଲୋକ ମୂଳଦୁଆ ନ ପକାଇ କେବଳ ବାଲି ଉପରେ ଘର ତୋଳୁଥିବା ଲୋକଟିଏ ପରି। ଯେତେବେଳେ ବଢ଼ି ଆସେ, ଘରଟି ଅତି ସହଜରେ ପଡ଼ିଯାଏ ଏବଂ ସମ୍ପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଏ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center