Print Page Options
Previous Prev Day Next DayNext

M’Cheyne Bible Reading Plan

The classic M'Cheyne plan--read the Old Testament, New Testament, and Psalms or Gospels every day.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ବଂଶାବଳୀର ଦ୍ୱିତୀୟ ପୁସ୍ତକ 10

ରିହବିୟାମ୍ ମୂର୍ଖାମୀର କର୍ମ କରନ୍ତି

10 ରିହବିୟାମ୍ ଶିଖିମ୍ ସହରକୁ ଗଲେ, କାରଣ ଇସ୍ରାଏଲର ସମସ୍ତ ଲୋକ ତାଙ୍କୁ ରାଜା କରିବା ନିମନ୍ତେ ସେଠାକୁ ଯାଇଥିଲେ। ରିହବିୟାମ୍ ମିଶରରେ ଥିଲେ, କାରଣ ସେ ରାଜା ଶଲୋମନଙ୍କଠାରୁ ପଳାୟନ କରିଥିଲେ। ଯାରବିୟାମ୍ ନବାଟଙ୍କ ପୁତ୍ର ଥିଲେ। ଯାରବିୟାମ୍ ଶୁଣିଲେ ଯେ, ରିହବିୟାମ୍ ନୂତନ ରାଜା ହେବାକୁ ଯାଉଅଛନ୍ତି। ତେଣୁ ଯାରବିୟାମ୍ ମିଶରରୁ ଫେରି ଆସିଲେ। ଇସ୍ରାଏଲର ଲୋକମାନେ ଯାରବିୟା‌ମଙ୍କ ସେମାନଙ୍କ ସଙ୍ଗରେ ଆସିବାକୁ ନିମନ୍ତ୍ରଣ ଜଣାଇଲେ।

ଏହା ପରେ ଯାରବିୟାମ୍ ଓ ଇସ୍ରାଏଲର ସମସ୍ତ ଲୋକ ରିହବିୟାମଙ୍କ ନିକଟକୁ ଗଲେ। ସେମାନେ ତାଙ୍କୁ କହିଲେ, “ରିହବିୟାମ୍, ତୁମ୍ଭର ପିତା ଆମ୍ଭମାନଙ୍କ ଜୀବନକୁ ଅସହ୍ୟ କରିଛନ୍ତି। ଆମ୍ଭମାନଙ୍କୁ ତାହା ଏକ ଅତ୍ୟନ୍ତ ଭାରୀ ବୋଝ ବୋହିଲା ପରି ଲାଗୁଅଛି। ସେହି ବୋଝକୁ ଆମ୍ଭମାନଙ୍କ ନିମନ୍ତେ ହାଲୁକା କରିଦିଅ, ତେବେ ଆମ୍ଭେମାନେ ତୁମ୍ଭର ସେବା କରିବୁ।”

ରିହବିୟାମ୍ ସେମାନଙ୍କୁ କହିଲେ, “ମୋ’ ନିକଟକୁ ତିନି ଦିନ ପରେ ପୁନର୍ବାର ଆସ।” ତେଣୁ ଲୋକମାନେ ଫେରିଗଲେ।

ଏହା ପରେ ରାଜା ରିହବିୟାମ୍ ବୃଦ୍ଧ ବ୍ୟକ୍ତିମାନଙ୍କ ସହିତ କଥା ହେଲେ, ଯେଉଁମାନେ କି ଅତୀତରେ ତାଙ୍କର ପିତା ଶଲୋମନଙ୍କର ସେବା କରୁଥିଲେ। ରିହବିୟାମ୍ ସେମାନଙ୍କୁ କହିଲେ, “ଏହି ଲୋକମାନଙ୍କୁ କହିବା ନିମନ୍ତେ ଆପଣମାନେ ମୋତେ କେଉଁ ପରାମର୍ଶ ଦେଉଛନ୍ତି?”

ବୃଦ୍ଧ ବ୍ୟକ୍ତିମାନେ ରିହବିୟାମଙ୍କୁ କହିଲେ, “ଯଦି ତୁମ୍ଭେ ଏହି ଲୋକମାନଙ୍କ ପ୍ରତି ଦୟାଳୁ ହେବ ଓ ସେମାନଙ୍କୁ ସନ୍ତୁଷ୍ଟ କରିବ ଏବଂ ସେମାନଙ୍କୁ ମଧୁର କଥା କହିବ, ତେବେ ସେମାନେ ଚିରକାଳ ତୁମ୍ଭର ସେବା କରିବେ।”

କିନ୍ତୁ ରିହବିୟାମ୍ ବୃଦ୍ଧ ଲୋକମାନେ ଦେଇଥିବା ଉପଦେଶକୁ ଗ୍ରହଣ କଲେ ନାହିଁ। ରିହବିୟାମ୍ ତାଙ୍କ ସଙ୍ଗେ ଏକତ୍ର ବଢ଼ିଥିବା ଓ ତାଙ୍କର ସେବା କରୁଥିବା ଯୁବା ଲୋକମାନଙ୍କ ସହିତ କଥା ହେଲେ। ରିହବିୟାମ୍ ସେମାନଙ୍କୁ କହିଲେ, “ତୁମ୍ଭେମାନେ ମୋତେ କେଉଁ ପରାମର୍ଶ ଦେଉଅଛ, ଆମ୍ଭେମାନେ ଏହି ଲୋକମାନଙ୍କୁ କି ପ୍ରକାରେ ଉତ୍ତର ଦେବା ଉଚିତ୍? ମୋର ପିତା ସେମାନଙ୍କ ଉପରେ ଯେଉଁ ଭାର ରଖିଛନ୍ତି, ତାହା ମୁଁ ହାଲୁକା କରେ ବୋଲି ସେମାନେ ଗ୍ଭହାନ୍ତି।”

10 ଏହା ପରେ ରିହବିୟାମଙ୍କ ସହିତ ବଢ଼ିଥିବା ଯୁବା ଲୋକମାନେ ତାଙ୍କୁ କହିଲେ, “ତୁମ୍ଭ ସହିତ କଥା ହୋଇଥିବା ଲୋକମାନଙ୍କୁ ତୁମ୍ଭେ ଏହି ପ୍ରକାରେ ଉତ୍ତର ଦେବା ଉଚିତ୍। ଲୋକମାନେ ତୁମ୍ଭକୁ କହିଲେ, ‘ତୁମ୍ଭର ପିତା ଆମ୍ଭମାନଙ୍କ ଜୀବନକୁ ଅସହ୍ୟ କରିଅଛନ୍ତି। ଆମ୍ଭମାନଙ୍କୁ ତାହା ଏକ ଭାରୀ ବୋଝ ବହିଲା ପରି ମନେ ହେଉଛି। କିନ୍ତୁ ତୁମ୍ଭେ ଆମ୍ଭମାନଙ୍କର ସେହି ବୋଝକୁ ହାଲୁକା କର ବୋଲି ଆମ୍ଭେମାନେ ଗ୍ଭହୁଁ।’ କିନ୍ତୁ ସେମାନେ ରିହବିୟାମଙ୍କୁ କହିଲେ, ତୁମ୍ଭେ ସେହି ଲୋକମାନଙ୍କୁ ଏହିପରି କହିବା ଉଚିତ୍; ସେମାନଙ୍କୁ କୁହ, ‘ମୋର କନିଷ୍ଠ ଅଙ୍ଗୁଳି ମୋର ପିତାଙ୍କର ଅଣ୍ଟାଠାରୁ ମଧ୍ୟ ମୋଟା। 11 ମୋର ପିତା ତୁମ୍ଭମାନଙ୍କ ଉପରେ ଏକ ଭାରୀ ବୋଝ ଲଦି ଦେଇଛନ୍ତି, ମୁଁ ସେହି ବୋଝକୁ ଆହୁରି ଭାରୀ କରିବି। ମୋର ପିତା ତୁମ୍ଭକୁ ଗ୍ଭବୁକ ଦ୍ୱାରା ଦଣ୍ଡ ଦେଉଥିଲେ। ମୁଁ ତୁମ୍ଭମାନଙ୍କୁ ଏ ପ୍ରକାର ଗ୍ଭବୁକ ଦ୍ୱାରା ଶାସନ କରିବି, ଯେଉଁଥିରେ ମୁନିଆ କଣ୍ଟାମାନ ବାହାରିଥିବ।’”

12 ତିନି ଦିନ ପରେ, ଯାରବିୟାମ୍ ଓ ଅନ୍ୟ ଲୋକମାନେ ରିହବିୟାମଙ୍କ ନିକଟକୁ ଆସିଲେ। ରାଜା ରିହବିୟାମ୍ ସେମାନଙ୍କୁ “ମୋ’ ନିକଟକୁ ତିନି ଦିନ ପରେ ଆସ” ବୋଲି କହିଥିଲେ। 13 ଏହା ପରେ ରାଜା ସେମାନଙ୍କୁ ଅତି କର୍କଶ ଭାବେ କଥା କହିଲେ। ରାଜା ରିହବିୟାମ୍ ବୃଦ୍ଧ ବ୍ୟକ୍ତିମାନଙ୍କର ଉପଦେଶକୁ ଗ୍ରହଣ କରି ନ ଥିଲେ। 14 ଯୁବା ଲୋକମାନେ ତାଙ୍କୁ ଯେପ୍ରକାର ପରାମର୍ଶ ଦେଇଥିଲେ, ରାଜା ରିହବିୟାମ୍ ଲୋକମାନଙ୍କୁ ସେହି ପ୍ରକାର କଥା କହିଲେ। ସେ କହିଲେ, “ମୋର ପିତା ତୁମ୍ଭମାନଙ୍କର ବୋଝକୁ ଭାରୀ କରିଥିଲେ, କିନ୍ତୁ ମୁଁ ତାହାକୁ ଆହୁରି ଭାରୀ କରିବି। ମୋର ପିତା ତୁମ୍ଭମାନଙ୍କୁ ଗ୍ଭବୁକ୍ ଦ୍ୱାରା ଦଣ୍ଡିତ କରୁଥିଲେ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ଏପରି ଗ୍ଭବୁକ୍ ଦ୍ୱାରା ଦଣ୍ଡ ଦେବି, ଯାହାର ଅଗରେ ମୁନିଆ କଣ୍ଟାମାନ ବାହାରିଥିବ।” 15 ତେଣୁ ରାଜା ରିହବିୟାମ୍ ବୃଦ୍ଧ ଲୋକମାନଙ୍କର କଥା ଶୁଣିଲେ ନାହିଁ। ପରମେଶ୍ୱର ଏହି ପ୍ରକାରେ ଏହିସବୁ ଘଟାଇଲେ। ସଦାପ୍ରଭୁ ଅହିୟଙ୍କ ମାଧ୍ୟମରେ ଯାରବିୟା‌ମଙ୍କୁ ଯେଉଁ କଥା କହିଥିଲେ, ତାହା ଯେପରି ସଫଳ ହୁଏ, ଏହା ସେପରି ଘଟିଲା ଅହିୟ ଶିଲୋନୀୟ ଲୋକ ଥିଲେ, ଏବଂ ଯାରବିୟାମ୍ ନବାଟଙ୍କ ପୁତ୍ର ଥିଲେ।

16 ଇସ୍ରାଏଲର ଲୋକମାନେ ଦେଖିଲେ ଯେ ରାଜା ରିହବିୟାମ୍ ସେମାନଙ୍କର କଥା ଶୁଣିଲେ ନାହିଁ। ତେଣୁ ସେମାନେ ରାଜାଙ୍କୁ କହିଲେ;

“ଆମ୍ଭେମାନେ କ’ଣ ଦାଉଦଙ୍କ ବଂଶର ଅଂଶ ବିଶେଷ ଅଟୁ? ନା!
    ଆମ୍ଭେମାନେ କ’ଣ ଯିଶୀଙ୍କ ପୁତ୍ରଠାରୁ କିଛି ପାଇଅଛୁ? ନା!
ତେଣୁ, ଇସ୍ରାଏଲ ଆସ, ଆମ୍ଭେମାନେ ନିଜ ନିଜ ଗୃହକୁ ଫେରିଯିବା।
    ଦାଉଦ ତାଙ୍କର ଆତ୍ମୀୟମାନଙ୍କ ଉପରେ ରାଜତ୍ୱ କରନ୍ତୁ।”

ଏହା ପରେ ଇସ୍ରାଏଲର ସମସ୍ତ ଲୋକ ସେମାନଙ୍କର ଗୃହସବୁକୁ ଫେରିଗଲେ। 17 କିନ୍ତୁ ଇସ୍ରାଏଲରେ କେତେକ ଲୋକ ଥିଲେ, ଯେଉଁମାନେ କି ଯିହୁଦାର ସହରଗୁଡ଼ିକରେ ବାସ କରୁଥିଲେ। ଆଉ, ରିହବିୟାମ୍ ସେହି ଲୋକମାନଙ୍କ ଉପରେ ରାଜତ୍ୱ କଲେ।

18 ଯେଉଁ ଲୋକମାନଙ୍କୁ କାର୍ଯ୍ୟ କରିବାକୁ ବାଧ୍ୟ କରାଗଲା, ହଦୋରାମ ସେମାନଙ୍କ ଦାୟିତ୍ୱରେ ଥିଲେ। ରିହବିୟାମ୍ ତାହାଙ୍କୁ ଇସ୍ରାଏଲର ଲୋକାମାନଙ୍କ ନିକଟକୁ ପଠାଇଲେ। କିନ୍ତୁ ଇସ୍ରାଏଲର ଲୋକମାନେ ତାଙ୍କ ଉପରେ ପଥର ଫୋପାଡ଼ିଲେ ଓ ତାଙ୍କୁ ହତ୍ୟା କଲେ। ଏହା ପରେ ରିହବିୟାମ୍ ଦୌଡ଼ି ଯାଇ ତାଙ୍କ ରଥ ଉପରକୁ ଡେଇଁ ଚଢ଼ିଗଲେ ଓ ଖସି ପଳାଇଲେ। ସେ ଯିରୁଶାଲମକୁ ପଳାଇଲେ। 19 ସେହି ସମୟଠାରୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲର ଲୋକମାନେ ଦାଉଦଙ୍କ ବଂଶର ବିରୋଧୀ ହୋଇଅଛନ୍ତି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 1

ଯୋହନଙ୍କର ଏହି ପୁସ୍ତକ ବିଷୟରେ କହନ୍ତି

ଏହା ଯୀଶୁ ଖ୍ରୀଷ୍ଟଙ୍କର ପ୍ରକାଶିତ ବାକ୍ୟ ଯାହା ଯାହା ଶୀଘ୍ର ଘଟିବ, ସେ ବିଷୟରେ ତାହାଙ୍କ ସେବକମାନଙ୍କୁ ଦେଖାଇବା ପାଇଁ ପରମେଶ୍ୱର ଯୀଶୁଙ୍କୁ ଏସବୁ ଦେଇଥିଲେ। ଖ୍ରୀଷ୍ଟ ତାହାଙ୍କର ଦୂତଙ୍କୁ ଏସବୁ ଦେଖାଇବା ପାଇଁ ତାହାଙ୍କ ଦାସ ଯୋହନଙ୍କ ନିକଟକୁ ପଠାଇଲେ। ଯୋହନ ଯାହାସବୁ ଦେଖିଲେ, ତାହାର ସାକ୍ଷ୍ୟ ସେ ଦେଲେ ଓ ପରମେଶ୍ୱରଙ୍କର ଏହି ସତ୍ୟ ବାକ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଯୋହନଙ୍କୁ କୁହାଗଲା। ଯେଉଁ ଲୋକମାନେ ପରମେଶ୍ୱରଙ୍କ ଏହି ବାକ୍ୟ ପଢ଼ନ୍ତି, ଓ ଯେଉଁ ଲୋକମାନେ ଏହି ଭାବବାଣୀକୁ ଶୁଣନ୍ତି ଓ ଏଥିରେ ଲେଖାଥିବା ବିଷୟ ଗୁଡ଼ିକୁ ପାଳନ କରନ୍ତି, ସେମାନେ ଧନ୍ୟ। କାରଣ ସମୟ ନିକଟବର୍ତ୍ତୀ।

ଯୋହନ ଯୀଶୁଙ୍କର ବାର୍ତ୍ତା ମଣ୍ଡଳୀମାନଙ୍କୁ ଲେଖନ୍ତି

ଏସିଆ ପ୍ରଦେଶର ସାତୋଟି ମଣ୍ଡଳୀକୁ ମୁଁ, ଯୋହନ, ଏହା ଲେଖୁଅଛି:

ଯେଉଁ ଈଶ୍ୱର ଅତୀତରେ ଥିଲେ, ବର୍ତ୍ତମାନ ଅଛନ୍ତି ଓ ଭବିଷ୍ୟତରେ ଆସୁଛନ୍ତି ଏବଂ ତାହାଙ୍କ ସିଂହାସନ ସମ୍ମୁଖରେ ଥିବା ସପ୍ତ ଆତ୍ମାଙ୍କଠାରୁ ଓ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କୁ ପ୍ରାପ୍ତ ହେଉ। ଯୀଶୁ ହେଉଛନ୍ତି ବିଶ୍ୱସ୍ତ ସାକ୍ଷୀ। ମୃତ୍ୟୁରୁ ବଞ୍ଚି ଉଠିଥିବା ଲୋକଙ୍କ ମଧ୍ୟରେ ପ୍ରଥମ ଓ ସେ ଏହି ଜଗତର ରାଜାମାନଙ୍କର ରାଜା।

ସେହି ଯୀଶୁ ଆମ୍ଭମାନଙ୍କୁ ପ୍ରେମ କରନ୍ତି। ସେହି ଯୀଶୁ ତାହାଙ୍କ ରକ୍ତ ଦେଇ ଆମ୍ଭମାନଙ୍କୁ ପାପରୁ ମୁକ୍ତ କରିଛନ୍ତି। ଯୀଶୁ ଆମ୍ଭମାନଙ୍କୁ ଗୋଟିଏ ରାଜ୍ୟ ସ୍ୱରୂପ କରିଛନ୍ତି ଓ ସେ ଆମ୍ଭମାନଙ୍କୁ ତାହାଙ୍କ ପିତା ପରମେଶ୍ୱରଙ୍କର ସେବାରେ ଯାଜକ ରୂପେ ନିଯୁକ୍ତ କରିଛନ୍ତି। ତାହାଙ୍କର ଗୌରବ ଓ ପରାକ୍ରମ ଯୁଗେ ଯୁଗେ ହେଉ। ଆମେନ୍।

ଦେଖ, ଯୀଶୁ ମେଘମାଳାରେ ଆସୁଅଛନ୍ତି। ପ୍ରତ୍ୟେକ ଲୋକର ଚକ୍ଷୁ ତାହାଙ୍କୁ ଦେଖିବ ଏପରିକି ତାହାଙ୍କୁ ବିଦ୍ଧ କରିଥିବା ଲୋକମାନେ ମଧ୍ୟ ତାହାଙ୍କୁ ଦେଖିବେ। ଏ ପୃଥିବୀର ସବୁ ଜାତିର ଲୋକମାନେ ତାହାଙ୍କ ଆଗମନରେ ଉଚ୍ଚସ୍ୱରରେ ରୋଦନ କରିବେ। ହଁ, ଏହା ଘଟିବ। ଆମେନ୍।

ପ୍ରଭୁ ପରମେଶ୍ୱର କହନ୍ତି, ମୁଁ “ଆରମ୍ଭ ଓ ଶେଷ” (‘‘ଆ‌‌‌‌‌‌‌‌ଲ୍‌‌‌‌‌‌‌ଫା” ଓ “ଓମେଗା”) ମୁଁ ବର୍ତ୍ତମାନ ଅଛି, ଅତୀତରେ ଥିଲି ଓ ଭବିଷ୍ୟତରେ ମଧ୍ୟ ରହିଥିବି। ମୁଁ ସର୍ବଶକ୍ତିମାନ।”

ଯୀଶୁଙ୍କ ଦୁଃଖ ଭୋଗ ରାଜ୍ୟ ଓ ଧୈର୍ଯ୍ୟରେ ତୁମ୍ଭମାନଙ୍କର ସହଭାଗୀ ଭାଇ ମୁଁ ଯୋହନ, ପରମେଶ୍ୱରଙ୍କ ବାକ୍ୟ ପ୍ରଗ୍ଭର ଓ ଯୀଶୁଙ୍କର ସାକ୍ଷୀ ହେବା ହେତୁ ନିର୍ବାସିତ ହୋଇ ପାତ୍ମ ଦ୍ୱୀପରେ ଥିଲି କାରଣ ମୁଁ ପରମେଶ୍ୱରଙ୍କର ବାକ୍ୟ ପ୍ରଗ୍ଭର କଲି। ମୁଁ ଯୀଶୁଙ୍କ ବିଷୟରେ ସାକ୍ଷ୍ୟ ଦେଲି। 10 ପ୍ରଭୁଙ୍କ ଦିନରେ ପବିତ୍ରଆତ୍ମା ମୋତେ ସମ୍ପୂର୍ଣ୍ଣ ରୂପେ ଅଧିକାର କରି ନେଲେ। ମୁଁ ହଠାତ୍ ପଛପଟୁ ଗୋଟିଏ ଉଚ୍ଚ ଶବ୍ଦ ଶୁଣିଲି। ଏହି ଶବ୍ଦ ତୂରୀନାଦ ପରି ଥିଲା। 11 ସେହି ସ୍ୱର ମୋତେ କହିଲା, “ତୁମ୍ଭେ ଯାହା ଦେଖୁଛ, ସବୁ ଗୋଟିଏ ପୁସ୍ତକରେ ଲେଖ ଓ ତାହାକୁ ସାତୋଟି ମଣ୍ଡଳୀ ଏଫିସ, ସ୍ମୁର୍ଣ୍ଣା, ପର୍ଗମ, ଥୁୟତୀରା ସାର୍ଦ୍ଦୀ, ଫିଲାଦେ‌‌‌‌‌‌‌‌ଲ୍‌‌‌‌‌‌‌ଫିଆ ଓ ଲାଅଦିକୀଆକୁ ପଠାଅ।’’

12 ମୁଁ ବୁଲିପଡ଼ି ଦେଖିବାକୁ ଗ୍ଭହିଁଲି ଯେ, କିଏ ମୋତେ ଏହିକଥା କହୁଛନ୍ତି। ମୁଁ ଯେତେବେଳେ ବୁଲିପଡ଼ିଲି, ସେତେବେଳେ ସାତୋଟି ସୁନାର ଦୀପରୂଖା ଦେଖିଲି। 13 ସେହି ସାତୋଟି ସୁନାର ଦୀପରୂଖା ମଝିରେ: “ମନୁଷ୍ୟପୁତ୍ରଙ୍କ ପରି” ଜଣେ ଠିଆ ହୋଇଛନ୍ତି। ସେ ଗୋଟିଏ ଲମ୍ବା ପୋଷାକ ପିନ୍ଧିଥିଲେ। ସେ ତାହାଙ୍କ ଛାତିରେ ଗୋଟିଏ ସୁନାର ପଟୁକା ପିନ୍ଧିଥିଲେ। 14 ତାହାଙ୍କ ମୁଣ୍ଡ ଓ ବାଳ ଶୁଭ୍ର ପଶମ ଓ ହିମ ପରି ଶୁଭ୍ର ଥିଲା। ତାହାଙ୍କ ଆଖି ଅଗ୍ନିଶିଖା ପରି ଦେଖାଯାଉଥିଲା। 15 ତାହାଙ୍କ ପାଦ ଯେପରି, ପିତ୍ତଳ ନିଆଁ ଭାଟିରେ ଦେଖାଯାଏ ସେହିପରି ଶୁଦ୍ଧ ଦେଖାଯାଉଥିଲା। ତାହାଙ୍କ ସ୍ୱର ବନ୍ୟାଜଳର ଗର୍ଜନ ଭଳି ଥିଲା। 16 ସେ ତାହାଙ୍କ ଡାହାଣ ହାତରେ ସାତୋଟି ନକ୍ଷତ୍ର ଧରିଥିଲେ। ତାହାଙ୍କ ମୁଖ ଭିତରୁ ତୀ‌କ୍ଷ୍‌ଣ ଦୁଇଧାର ଯୁକ୍ତ ଖ‌‌ଡ଼୍‌ଗ ବାହାରି ଆସିଲା। ସେ ମଧ୍ୟାହ୍ନ ସୂର୍ଯ୍ୟଭଳି ତେଜୋମୟ ଦେଖାଯାଉଥିଲେ।

17 ମୁଁ ତାହାଙ୍କୁ ଦେଖି, ତାହାଙ୍କ ପାଦତଳେ ଗୋଟିଏ ମୃତ ମଣିଷ ପରି ପଡ଼ିଗଲି। ମୋ’ ଉପରେ ଆପଣା ଡାହାଣ ହାତ ରଖି ସେ କହିଲେ, “ଭୟ କର ନାହିଁ। ମୁଁ ପ୍ରଥମ ଓ ଶେଷ।” 18 ମୁଁ ଜୀବିତ। ମୁଁ ମରି ଯାଇଥିଲି କିନ୍ତୁ ଦେଖ, ମୁଁ ସବୁବେଳ ପାଇଁ ଜୀବିତ ହୋଇଅଛି। ମୋ’ ପାଖରେ ମୃତ୍ୟୁ ଓ ପାତାଳର [a] ଗ୍ଭବି ରହିଛି। 19 ତେଣୁ ତୁମ୍ଭେ ଦେଖିଥିବା କଥା ଲେଖ। ବର୍ତ୍ତମାନ ଯାହା ଘଟୁଛି ଓ ଭବିଷ୍ୟତରେ ଯାହା ଘଟିବ, ସେ ସବୁ ଲେଖ। 20 ମୋର ଡାହାଣ ହାତରେ ଯେଉଁ ସାତୋଟି ନକ୍ଷତ୍ର ଦେଖିଲ, ତାହାର ଓ ସାତୋଟି ସୁନାର ଦୀପରୂଖାର ନିଗୂଢ଼ ଅର୍ଥ ଏହିପରି ଅଟେ: ସାତ ଦୀପରୂଖା ହେଉଛି ସାତୋଟି ମଣ୍ଡଳୀ। ସାତ ନକ୍ଷତ୍ର ହେଉଛନ୍ତି ସାତୋଟି ମଣ୍ଡଳୀର ଦୂତ।”

ସିଫନିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 2

ପରମେଶ୍ୱର ଲୋକମାନଙ୍କୁ ସେମାନଙ୍କର ଜୀବନ ବଦଳାଇବାକୁ କୁହନ୍ତି

ହେ ନିର୍ଲ୍ଲଜ ଲୋକମାନେ, ତୁମ୍ଭେମାନେ ଏକତ୍ରିତ ହୁଅ। ତୁମ୍ଭ ଉପରେ ବିଗ୍ଭର ଆସିବା ପୂର୍ବରୁ, ତୁଷ ପରି ସୁଯୋଗ ହରାଇବା ପୂର୍ବରୁ, ସଦାପ୍ରଭୁଙ୍କର କ୍ରୋଧ ତୁମ୍ଭ ଉପରେ ଆସିବା ପୂର୍ବରୁ, ସଦାପ୍ରଭୁଙ୍କର ଭୟଙ୍କର କ୍ରୋଧର ଶେଷଦିନ ଆସିବା ପୂର୍ବରୁ, ତୁମ୍ଭେମାନେ ଏକତ୍ରିତ ହୁଅ। ସବୁ ନମ୍ର ଲୋକମାନେ ସଦାପ୍ରଭୁଙ୍କ ନିକଟକୁ ଆସ! ତାଙ୍କ ବ୍ୟବସ୍ଥାକୁ ମାନ। ଧର୍ମର ଅନ୍ୱେଷଣ କର, ନମ୍ରତାର ଅନ୍ୱେଷଣ କର, ହୁଏତ ସଦାପ୍ରଭୁ ତାଙ୍କର କ୍ରୋଧ ଦେଖାଇବା ବେଳେ ତୁମ୍ଭେମାନେ ନିରାପଦ ହେବ।

ସଦାପ୍ରଭୁ ଇସ୍ରାଏଲର ପଡ଼ୋଶୀଙ୍କୁ ଦଣ୍ତ ଦେବେ

ଘସାରେ କାହାରିକୁ ଛଡ଼ାଯିବ ନାହିଁ। ଅସ୍କିଲୋନ ଧ୍ୱଂସ ହେବ, ମଧ୍ୟାହ୍ନ ସୁଦ୍ଧା ଲୋକମାନଙ୍କୁ ଅସଦୋଦ୍ ଛାଡ଼ିବାକୁ ବାଧ୍ୟ କରାଯିବ। ଇକ୍ରୋଣ ଶୂନ୍ୟ ହୋଇଯିବ। ତୁମ୍ଭେ କରେଥୀୟର ଲୋକମାନେ, ତୁମ୍ଭେମାନେ ସମୁଦ୍ର ନିକଟରେ ରହୁଛ, ସଦାପ୍ରଭୁଙ୍କଠାରୁ ତୁମ୍ଭମାନଙ୍କ ବିଷୟରେ ଏହି ବାର୍ତ୍ତା ଅଟେ। ହେ କିଣାନ, ହେ ପଲେଷ୍ଟୀୟ, ତୁମ୍ଭେମାନେ ସମସ୍ତେ ଧ୍ୱଂସ ହେବ। ତୁମ୍ଭମାନଙ୍କ ମଧ୍ୟରୁ କେହି ବଞ୍ଚିବେ ନାହିଁ। ସମୁଦ୍ର ନିକଟରେ ଥିବା ଭୂମି ମେଷପାଳକ ଓ ସେମାନଙ୍କର ମେଷମାନଙ୍କ ପାଇଁ ଶୂନ୍ୟ ହୋଇଯିବ। ତା’ପରେ ସେହି ରାଜ୍ୟ ଯିହୁଦାର ରକ୍ଷାକର୍ତ୍ତାଙ୍କ ଅଧିକାରକୁ ଆସିବ। ସଦାପ୍ରଭୁ ଯିହୁଦାର ସେହି ଲୋକମାନଙ୍କୁ ସ୍ମରଣ କରିବେ। ସେହି ଲୋକମାନେ ବିଦେଶରେ ବନ୍ଦୀ। କିନ୍ତୁ ସଦାପ୍ରଭୁ ସେମାନଙ୍କୁ ଫେରାଇ ଆଣିବେ। ତା’ପରେ ଯିହୁଦାର ଲୋକମାନେ ସେମାନଙ୍କର ମେଷଗୁଡ଼ିକୁ ସେହି ପଡ଼ିଆରେ ଚରିବାକୁ ଦେବେ। ସନ୍ଧ୍ୟାବେଳେ ଅସ୍କିଲୋନର ଶୂନ୍ୟ ଗୃହରେ ସେମାନେ ପଡ଼ି ରହିବେ।

ସଦାପ୍ରଭୁ କୁହନ୍ତି, “ଆମ୍ଭେ ଶୁଣିଛୁ ମୋୟାବ ଓ ଅମ୍ମୋନର ଲୋକମାନେ କ’ଣ କହିଲେ। ସେହି ଲୋକମାନେ ଆମ୍ଭ ଲୋକମାନଙ୍କୁ ଅପମାନିତ କଲେ। ସେମାନେ ନିଜର ରାଜ୍ୟକୁ ବଢ଼ାଇବା ପାଇଁ ସେମାନଙ୍କର ଜମି ସବୁ ଅକ୍ତିଆର କଲେ। ତେଣୁ ଆମ୍ଭେ ପ୍ରତିଜ୍ଞା କରୁଛୁ, ମୋୟାବ ଓ ଅମ୍ମୋନର ଲୋକମାନେ ସଦୋମ ଓ ହମୋରା ପରି ଧ୍ୱଂସ ହେବେ। ଆମ୍ଭେ ସର୍ବଶକ୍ତିମାନ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ପ୍ରତିଜ୍ଞା କରୁଅଛୁ ଚିରକାଳ ପାଇଁ ସେମାନଙ୍କର ଭୂମି ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ ହେବ। ସେମାନଙ୍କର ଭୂମିରେ ଅନାବନା ଗଛ ବ୍ୟାପିଯିବ। ମରୁସାଗର ପରି ସେମାନଙ୍କର ଭୁମି ଲବଣାକ୍ତ ହେବ। ଆମ୍ଭର ବଞ୍ଚିତ ଲୋକମାନେ ତାଙ୍କ ଦେଶ ଅଧିକାର କରିବେ ଓ ତାଙ୍କର ସମ୍ପତ୍ତି ଫେରି ପାଇବେ।”

10 ମୋୟାବ ଓ ଅମ୍ମୋନର ଲୋକମାନଙ୍କ ପାଇଁ ଏହିସବୁ ଘଟିବ କାରଣ ସେମାନେ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ଲୋକମାନଙ୍କ ପ୍ରତି ଗର୍ବୀ ଓ ନିଷ୍ଠୁର ହୋଇଥିଲେ ଏବଂ ସେମାନଙ୍କୁ ଅପମାନିତ କରିଥିଲେ। 11 ସେହି ଲୋକମାନେ ସଦାପ୍ରଭୁଙ୍କୁ ଭୟ କରିବେ, କାରଣ ସଦାପ୍ରଭୁ ଧ୍ୱଂସ କରିବେ। ତା’ପରେ ସବୁ ଦେଶରେ ଲୋକମାନେ ସଦାପ୍ରଭୁଙ୍କୁ ଉପାସନା କରିବେ। 12 ଏପରିକି ଇଥିଓପିଆର ଲୋକମାନଙ୍କୁ ମଧ୍ୟ ସଦାପ୍ରଭୁଙ୍କର ‌‌ଖ‌ଡ଼୍‌ଗ ବିନାଶ କରିବ। 13 ସଦାପ୍ରଭୁ ଉତ୍ତରକୁ ଯିବେ ଏବଂ ଅଶୂରକୁ ଦଣ୍ତ ଦେବେ। ନୀନିବୀ ଗୋଟିଏ ଶୂନ୍ୟ ଶୁଷ୍କ ମରୁଭୂମିରେ ପରିଣତ ହେବ। 14 ତା’ପରେ କେବଳ ମେଷମାନେ ଓ ହିଂସ୍ର ପଶୁ ସେହି ଧ୍ୱଂସ ନଗରୀରେ ବାସ କରିବେ। ପେଗ୍ଭ ଓ କାଉମାନେ ପରିତ୍ୟକ୍ତ ସ୍ତମ୍ଭମାନଙ୍କରେ ବସିବେ। ସେମାନଙ୍କର ରାବ ଝରକା ବାଟେ ଶୁଣାଯିବ। କାଉଗୁଡ଼ିକ ଦ୍ୱାର ପାହାଚ ଉପରେ ବସିବେ। ପ୍ରବେଶ ପଥ ଧ୍ୱଂସ ଏବଂ ନିର୍ଜ୍ଜନ ହେବ। ଏରସ କଡ଼ିକାଠ ଖୋଲି ଦିଆଯିବ। 15 ନୀନିବୀ ବର୍ତ୍ତମାନ ଗର୍ବିତ ଅଟେ। ଲୋକମାନେ ନିଜକୁ ଅତି ନିରାପଦ ମନେ କରନ୍ତି। ସେମାନେ ଭାବନ୍ତି ନୀନିବୀ ପୃଥିବୀରେ ସବୁଠାରୁ ମହାନ ସ୍ଥାନ। କିନ୍ତୁ ସେହି ନଗରୀ ମଧ୍ୟ ଧ୍ୱଂସ ହେବ। ଏହା ଏକ ଶୂନ୍ୟସ୍ଥାନ ହେବ ଯେଉଁଠାରେ କେବଳ ବନ୍ୟପ୍ରାଣୀମାନେ ବିଶ୍ରାମ କରିବେ। ସେହି ବାଟ ଦେଇ ଯାଉଥିବା ଲୋକମାନେ ଶୁଶୁରି ବଜାଇବେ, ମୁଣ୍ତ ହଲାଇବେ ଯେତେବେଳେ ସେମାନେ ସେହି ନଗରୀଟିକୁ ଅତି ଶୋଚନୀୟ ଭାବରେ ଧ୍ୱଂସ ହେବାର ଦେଖିବେ।

ଲୂକ ଲିଖିତ ସୁସମାଗ୍ଭର 24

ଯୀଶୁ ମୃତ୍ୟୁରୁ ପୁନରୁ‌ତ୍‌ଥାନ ଖବର(A)

24 ସପ୍ତାହର ପ୍ରଥମ ଦିନ ଅତି ସକାଳୁ ସେହି ସ୍ତ୍ରୀ ଲୋକମାନେ ଯେଉଁଠାରେ ଯୀଶୁଙ୍କ ଶରୀରକୁ ରଖା ଯାଇଥିଲା, ସେହି ସ୍ଥାନକୁ ଆସିଲେ। ସେମାନେ ନିଜେ ପ୍ରସ୍ତୁତ କରିଥିବା ସୁଗନ୍ଧିତ ଦ୍ରବ୍ୟ ସଙ୍ଗରେ ଆଣିଥିଲେ। ସମାଧି ବନ୍ଦ କରିବା ପାଇଁ ତା’ର ପ୍ରବେଶ ଦ୍ୱାରରେ ଗୋଟିଏ ବଡ଼ ପଥର ଦିଆ ଯାଇଥିଲା। ସ୍ତ୍ରୀ ଲୋକମାନେ ଦେଖିଲେ ଯେ ପଥରଟି ଗଡ଼ି ଯାଇଛି। ସେମାନେ ଭିତରକୁ ଗଲେ। କିନ୍ତୁ ସେମାନେ ସେଠାରେ ପ୍ରଭୁ ଯୀଶୁଙ୍କ ଶରୀରକୁ ପାଇଲେ ନାହିଁ। ସ୍ତ୍ରୀଲୋକମାନେ ଏ ଘଟଣାର ରହସ୍ୟ କିଛି ବୁଝି ପାରିଲେ ନାହିଁ। ଏହି ଘଟଣାରେ ସେମାନେ ବିସ୍ମିତ ହୋଇଯାଇଥିବା ସମୟରେ ଉଜ୍ଜ୍ୱଳ ପୋଷାକ ପିନ୍ଧି ଦୁଇଜଣ ସ୍ୱର୍ଗଦୂତ ସେମାନଙ୍କ ପାଖରେ ଠିଆ ହେଲେ। ସ୍ତ୍ରୀ ଲୋକମାନେ ଖୁବ୍ ଡରିଗଲେ। ସେମାନେ ତାହାଙ୍କର ମୁଣ୍ଡ ନୁଆଁଇଲେ। ସେହି ଦୁଇଜଣ ଦୂତ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ ଜଣେ ମୃତ ଲୋକକୁ ଏଠାରେ କାହିଁକି ଖୋଜୁଛ? ଏହା ତ ମୃତ ଲୋକମାନଙ୍କର ସ୍ଥାନ। ଯୀଶୁ ଏଠାରେ ନାହାନ୍ତି, ସେ ମୃତ୍ୟୁରୁ ଜୀବିତ ହୋଇ ଉଠିଛନ୍ତି। ସେ ଗାଲିଲୀରେ ଥିଲା ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ କ’ଣ କହିଥିଲେ, ତାହା ତୁମ୍ଭମାନଙ୍କର ମନେ ପଡ଼ୁଛି କି? ଯୀଶୁ କହିଥିଲେ ଯେ, ମନୁଷ୍ୟୁପୁତ୍ରଙ୍କୁ ଦୁଷ୍ଟ ଲୋକଙ୍କ ହାତରେ କ୍ରୁଶରେ ମାରି ଦିଆଯିବା ପାଇଁ ଅବଶ୍ୟ ଦେଇ ଦିଆଯିବ। କିନ୍ତୁ ସେ ପୁଣି ମୃତ୍ୟୁରୁ ତୃତୀୟ ଦିନ ଜୀବିତ ହୋଇ ଉଠିବେ।” ତା’ପରେ ଯୀଶୁ ଯାହା କହିଥିଲେ, ସେ କଥା ସ୍ତ୍ରୀଲୋକମାନେ ମନେ ପକାଇଲେ।

ସେହି ସ୍ତ୍ରୀଲୋକମାନେ ସମାଧି ସ୍ଥାନ ଛାଡ଼ି ଏଗାର ଜଣ ପ୍ରେରିତ ଓ ସମସ୍ତ ଅନ୍ୟ ଶିଷ୍ୟମାନଙ୍କ ପାଖରେ ଯାଇ ପହଞ୍ଚିଲେ। ସମାଧି ଭିତରେ ଯାହା ଘଟିଥିଲା, ସେତକ ଗୋଟି ଗୋଟି କରି ସେମାନଙ୍କୁ କହିଲେ। 10 ସେହି ସ୍ତ୍ରୀ ଲୋକମାନଙ୍କ ମଧ୍ୟରେ ମ‌ଗ୍‌ଦଲୀନୀ ମରିୟମ, ଯୋହାନା, ଯାକୁବଙ୍କ ମା ମରିୟମ ଓ ଅନ୍ୟମାନେ ଥିଲେ। ଏମାନେ ପ୍ରେରିତମାନଙ୍କୁ ସବୁ ବିଷୟ ଜଣାଇଲେ। 11 କିନ୍ତୁ ପ୍ରେରିତମାନେ ସ୍ତ୍ରୀଲୋକମାନଙ୍କ କଥାରେ ଆଦୌ ବିଶ୍ୱାସ କଲେ ନାହିଁ। ସେମାନଙ୍କୁ ଏହା ପାଗଳ କଥା ପରି ଲାଗିଲା। 12 କିନ୍ତୁ ପିତର ଉଠି ପଡ଼ିଲେ। ଏ କଥା ଠିକ୍ କି ନୁହେଁ, ତାହା ଦେଖିବା ପାଇଁ ସେ ସମାଧି ପାଖକୁ ଦୌଡ଼ିଗଲେ। ସେ ଭିତରକୁ ଗ୍ଭହିଁଲେ। କିନ୍ତୁ ସେ କେବଳ ଯୀଶୁଙ୍କ ଉପରେ ଘୋଡ଼ାଇ ଦିଆଯାଇଥିବା ଲୁଗାପଟି ସେଠାରେ ଦେଖିଲେ। ଯୀଶୁଙ୍କ ଶରୀର ସେଠାରେ ନ ଥିଲା। ଯାହା ଘଟି ଯାଇଥିଲା, ସେଥିରେ ସେ ଆଶ୍ଚର୍ଯ୍ୟ ହୋଇ ଏକାକୀ ରହିବା ପାଇଁ ଗ୍ଭଲିଗଲେ।

ଇମ୍ମାୟୁ ଗ୍ରାମକୁ ଯିବା ବାଟରେ(B)

13 ସେହି ଦିନ ଯୀଶୁଙ୍କର ଦୁଇଜଣ ଶିଷ୍ୟ ଇମ୍ମାୟୁ ନାମକ ଗାଁକୁ ଯାଉଥିଲେ। ଏ ସ୍ଥାନ ଯିରୁଶାଲମଠାରୁ ପ୍ରାୟ ଏଗାର କିଲୋମିଟର ଦୂର। 14 ଯାହାସବୁ ଘଟିଥିଲା, ସେମାନେ ସେ ବିଷୟରେ କଥାବାର୍ତ୍ତା ହେଉଥିଲେ। 15 ସେ ସବୁ ବିଷୟ ସେମାନେ ଆଲୋଚନା କଲାବେଳେ ନିଜେ ଯୀଶୁ ତାହାଙ୍କ ପାଖକୁ ଆସିଲେ ଓ ତାହାଙ୍କ ସହିତ ଗ୍ଭଲିବାକୁ ଲାଗିଲେ। 16 କିନ୍ତୁ ସେ ଦୁଇଜଣଙ୍କୁ ସେତେବେଳେ ଯୀଶୁଙ୍କୁ ଚିହ୍ନିବା ପାଇଁ ବାଧା ଦିଆଗଲା। 17 ତା’ପରେ ଯୀଶୁଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ କାହା ବିଷୟରେ କଥାବାର୍ତ୍ତା କରୁଛ?

ଦୁଇଜଣ ଯାକ ଅଟକି ଗଲେ। ସେମାନଙ୍କର ମୁହଁ ଅତ୍ୟନ୍ତ ଦୁଃଖିତ ଦେଖା ଯାଉଥିଲା। 18 ତାହାଙ୍କ ଭିତରୁ କ୍ଲେୟପା ନାମକ ଲୋକଟି ଉତ୍ତର ଦେଲା, “ତୁମ୍ଭେ ଯିରୁଶାଲମଠାରେ ରହୁଥିବା ଜଣେ ମାତ୍ର ଲୋକ ଯେ କି ଗତ କେତେଦିନ ଭିତରେ ଘଟି ଯାଇଥିବା ଘଟଣାଗୁଡ଼ିକ ବିଷୟରେ କିଛି ଜାଣ ନାହଁ।”

19 ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ କେଉଁ ଘଟଣା ଗୁଡ଼ିକ ବିଷୟରେ କହୁଛ?”

ଲୋକମାନେ ଯୀଶୁଙ୍କୁ କହିଲେ, “ନାଜରିତୀୟ ଯୀଶୁଙ୍କ ବିଷୟରେ। ସେ ପରମେଶ୍ୱର ଓ ଲୋକମାନଙ୍କ ପାଇଁ ଜଣେ ମହାନ୍ ଭବିଷ୍ୟ‌ଦ୍‌ବକ୍ତା ଥିଲେ। ସେ ବହୁତ ଗୁଡ଼ିଏ ଶକ୍ତିଶାଳୀ କାର୍ଯ୍ୟ କରିଥିଲେ ଓ କହିଥିଲେ। 20 କିନ୍ତୁ ଆମ୍ଭର ପ୍ରଧାନଯାଜକ ଓ ଶାସକମାନେ ତାହାଙ୍କୁ ମୃତ୍ୟୁଦଣ୍ଡ ଦିଆଯିବା ପାଇଁ ଅର୍ପଣ କରିଦେଲେ ଏବଂ ତାହାଙ୍କୁ କ୍ରୁଶରେ ବଧ କଲେ। 21 ସେ ହିଁ ଯିଏ ଇସ୍ରାଏଲକୁ ମୁକ୍ତ କରିବେ ବୋଲି ଆମ୍ଭେମାନେ ଆଶା ରଖିଥିଲୁ। କିନ୍ତୁ ସେତିକିବେଳେ ଏସବୁ ଘଟଣା ଘଟିଗଲା।

“ଏସବୁ ଛଡ଼ା ବର୍ତ୍ତମାନ ଯୀଶୁଙ୍କୁ ହତ୍ୟା କରା ଯିବାର ତିନି ଦିନି ବିତି ଗଲାଣି। 22 କିନ୍ତୁ ଆଜି ଆମ୍ଭ ଦଳର କେତେ ଜଣ ସ୍ତ୍ରୀଲୋକ ଆମ୍ଭକୁ ଗୋଟିଏ ଆଶ୍ଚର୍ଯ୍ୟ ଜନକ କଥା କହିଲେ। ଯେଉଁ କବରରେ ଯୀଶୁଙ୍କ ଶରୀରକୁ ରଖା ଯାଇଥିଲା, ସେହି ସ୍ଥାନକୁ ସେମାନେ ଆଜି ଅତି ଭୋ‌ର୍‌ରୁ ଯାଇଥିଲେ। 23 କିନ୍ତୁ ସେମାନେ ସେଠାରେ ଯୀଶୁଙ୍କ ଶରୀରକୁ ପାଇଲେ ନାହିଁ। ସେମାନେ ସେଠାରେ ସ୍ୱର୍ଗଦୂତଙ୍କୁ ଦର୍ଶନ କରିଥିବା କଥା ମଧ୍ୟ ଆମ୍ଭକୁ ଫେରି ଆସି କହିଲେ। ସ୍ୱର୍ଗଦୂତମାନେ ସେମାନଙ୍କୁ ଯୀଶୁ ଜୀବିତ ଥିବା କଥା କହିଥିଲେ। 24 ତା’ପରେ ଆମ୍ଭ ଦଳ ଭିତରୁ କେତେ ଜଣ ମଧ୍ୟ ସମାଧି ପାଖକୁ ଗଲେ। ସ୍ତ୍ରୀଲୋକମାନଙ୍କୁ କହିବା ଅନୁସାରେ କବରଟି ମଧ୍ୟ ଖାଲି ଥିଲା, ସେମାନେ ଭିତରକୁ ଗ୍ଭହିଁଲେ, କିନ୍ତୁ ସେମାନେ ଯୀଶୁଙ୍କୁ ସେଠାରେ ପାଇଲେ ନାହିଁ।”

25 ତା’ପରେ ଯୀଶୁ ସେହି ଦୁଇଜଣ ଲୋକଙ୍କୁ କହିଲେ, “ତୁମ୍ଭେମାନେ କେତେ ବୋକା। ଭବିଷ୍ୟ‌ଦ୍‌ବକ୍ତାମାନେ ଯାହାସବୁ କହିଥିଲେ, ସେହି ସତ୍ୟକୁ ବିଶ୍ୱାସ କରିବାରେ ତୁମ୍ଭେମାନେ କେତେ ମନ୍ଥର। 26 ଭବିଷ୍ୟ‌ଦ୍‌ବକ୍ତାମାନେ କହିଥିଲେ ଯେ, ଯୀଶୁ ତାହାଙ୍କ ମହିମାରେ ପ୍ରବେଶ କରିବା ପୂର୍ବରୁ ଏଭଳି ଯାତନା ଭୋଗ କରିବେ।” 27 ତା’ପରେ ଯୀଶୁ ଶାସ୍ତ୍ରମାନଙ୍କରେ ତାହାଙ୍କ ବିଷୟରେ ଯାହାସବୁ ଲେଖା ଯାଇଥିଲା, ସେଗୁଡ଼ିକୁ ଗୋଟି ଗୋଟି କରି ବୁଝାଇବାକୁ ଲାଗିଲେ। ଯୀଶୁ ମୋଶାଙ୍କ ପୁସ୍ତକରୁ ଆରମ୍ଭ କରି ଅନ୍ୟ ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ପର୍ଯ୍ୟନ୍ତ ସମସ୍ତେ ତାହାଙ୍କ ବିଷୟରେ ଯାହାସବୁ କହିଥିଲେ, ସେଗୁଡ଼ିକ ବୁଝାଇ ଦେଲେ।

28 ଯେଉଁ ଗାଁକୁ ସେମାନଙ୍କର ଯିବାକୁ ଥିଲା, ସେମାନେ ସେ ଗାଁକୁ ପାଖରେ ପହଞ୍ଚିଗଲେ। ଯୀଶୁ ସେମାନଙ୍କ ସହିତ ଏଭଳି ବ୍ୟବହାର କଲେ, ପ୍ରକୃତରେ ଯେପରି ତାହାଙ୍କର ଆଗକୁ ଯିବାକୁ ଦରକାର ଅଛି। 29 କିନ୍ତୁ ସେମାନେ ବହୁତ ଆଗ୍ରହର ସହିତ ଯୀଶୁଙ୍କୁ ଅନୁରୋଧ କଲେ, “ଆମ୍ଭ ସାଙ୍ଗରେ ରହିଯାଅ। ସନ୍ଧ୍ୟାକାଳ ହେଲାଣି ଦିନ ପ୍ରାୟ ସରିବା ଉପରେ।” ତେଣୁ ଯୀଶୁ ସେମାନଙ୍କ ସହିତ ରହିବା ପାଇଁ ଘର ଭିତରକୁ ଗଲେ।

30 ଯୀଶୁ ସେମାନଙ୍କ ସହିତ ଖାଇବା ପାଇଁ ବସି ପଡ଼ିଲେ। ସେ ହାତରେ କିଛି ରୋଟୀ ଧରିଲେ। ସେ ଖାଦ୍ୟତକ ପାଇଁ ଧନ୍ୟବାଦ ଦେଲେ ଓ ରୋଟୀକୁ ଖଣ୍ଡ ଖଣ୍ଡ କରି ସେମାନଙ୍କୁ ଦେଲେ। 31 ସେହି ସମୟରେ ସେହି ଦୁଇଜଣଙ୍କର ଚକ୍ଷୁ ଖୋଲି ଦିଆଗଲା ଓ ସେମାନେ ଯୀଶୁଙ୍କୁ ଚିହ୍ନି ପାରିଲେ। କିନ୍ତୁ ଯୀଶୁ ସେମାନଙ୍କ ସାମନାରୁ ଅଦୃଶ୍ୟ ହୋଇଗଲେ। 32 ତା’ପରେ ସେମାନେ ପରସ୍ପର କଥାବାର୍ତ୍ତା ହେଲେ, “ଯେତେବେଳେ ଯୀଶୁ ଆମ୍ଭ ସହିତ ରାସ୍ତାରେ କଥାବାର୍ତ୍ତା ହେଉଥିଲେ, ସେତେବେଳେ ଆମ୍ଭ ହୃଦୟ ଭିତରେ ଅଗ୍ନି ଜଳି ଉଠିବା ଭଳି ମନେ ହେଉଥିଲା। ସେ ଆମ୍ଭକୁ ଯେତେବେଳେ ଶାସ୍ତ୍ରର ବାସ୍ତବ ଅର୍ଥ ବୁଝାଉଥିଲେ, ତାହା ଆମ୍ଭକୁ ଉତ୍ତେଜିତ କରି ଦେଉଥିଲା।”

33 ତା’ପରେ ସେମାନେ ଉଠି ପଡ଼ିଲେ ଓ ଯିରୁଶାଲମକୁ ଫେରିଗଲେ। ଯିରୁଶାଲମରେ ସେମାନେ ଯୀଶୁଙ୍କ ଶିଷ୍ୟଗଣ ଓ ଏଗାର ଜଣ ପ୍ରେରିତଙ୍କୁ ଏକତ୍ରିତ ହୋଇଥିବାର ଦେଖିଲେ। 34 ପ୍ରେରିତ ଓ ଅନ୍ୟ ଶିଷ୍ୟମାନେ କହୁଥିଲେ, “ପ୍ରକୃତରେ, ପ୍ରଭୁ ମୃତ୍ୟୁରୁ ଜୀବିତ ହୋଇ ଉଠିଛନ୍ତି। ସେ ଶିମୋନଙ୍କୁ ଦେଖା ଦେଇଛନ୍ତି।”

35 ତା’ପରେ ଏହି ଦୁଇଜଣ ଲୋକ ରାସ୍ତାରେ ଯାହାସବୁ ଘଟିଥିଲା, ସେ ସମସ୍ତ ସେମାନଙ୍କ ଆଗରେ ବର୍ଣ୍ଣନା କଲେ। ସେମାନେ କହିଲେ, ଯୀଶୁ ରୋଟୀ ବାଣ୍ଟିବା ସମୟରେ ସେମାନେ କିପରି ଯୀଶୁଙ୍କୁ ଚିହ୍ନି ପାରିଲେ।

ଯୀଶୁ ନିଜ ଶିଷ୍ୟମାନଙ୍କୁ ଦେଖା ଦେଲେ(C)

36 ଏହି ଦୁଇଜଣ ଲୋକ ଏହିସବୁ କଥା ବର୍ଣ୍ଣନା କରୁଥିବା ସମୟରେ ନିଜେ ଯୀଶୁ ଶିଷ୍ୟଦଳଙ୍କ ଭିତରେ ଠିଆ ହୋଇଥିଲେ। ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପ୍ରତି ଶାନ୍ତି ହେଉ।”

37 ଏଥିରେ ଶିଷ୍ୟମାନେ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ ଡରିଗଲେ। ସେମାନେ ଭାବିଲେ ଯେ, ସେମାନେ ଗୋଟିଏ ଭୂତ ଦେଖୁଛନ୍ତି। 38 କିନ୍ତୁ ଯୀଶୁ କହିଲେ, “ତୁମ୍ଭେମାନେ କାହିଁକି ବ୍ୟସ୍ତ ହୋଇ ପଡ଼ୁଛ? ଯାହା ଦେଖୁଛ, ସେଥିରେ କାହିଁକି ସନ୍ଦେହ କରୁଛ? 39 ମୋ’ ହାତକୁ ଗ୍ଭହଁ। ମୋ’ ଗୋଡ଼କୁ ଗ୍ଭହଁ। ଏହା ମୁଁ! ମୋତେ ଛୁଅଁ, ତୁମ୍ଭେମାନେ ଦେଖ ଯେ ମୋର ଏହା ଜୀବନ୍ତ ଶରୀର। ତୁମ୍ଭେମାନେ ମୋତେ ଯେପରି ଦେଖୁଛ, ଗୋଟିଏ ଭୂତର ସେ ଭଳି ଶରୀର ହୋଇ ପାରିବ ନାହିଁ।

40 ଯୀଶୁ ସେମାନଙ୍କୁ ଏହି କଥା କହି ସାରିବା ପରେ ସେ ସେମାନଙ୍କୁ ତାହାଙ୍କ ହାତ ଓ ଗୋଡ଼ର ଆଘାତ ସବୁ ଦେଖାଇଲେ। 41 ଶିଷ୍ୟମାନେ ବିସ୍ମିତ ହୋଇଗଲେ। ସେମାନେ ଯୀଶୁଙ୍କୁ ଶରୀରରେ ଦେଖି ବହୁତ ଖୁସୀ ହୋଇଗଲେ। ତଥାପି ସେମାନେ ଯାହା ଦେଖିଲେ, ତାହା ବିଶ୍ୱାସ କରି ପାରିଲେ ନାହିଁ। ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପାଖରେ କିଛି ଖାଇବା ପଦାର୍ଥ ଅଛି କି?” 42 ସେମାନେ ଯୀଶୁଙ୍କୁ ଖଣ୍ଡେ ରନ୍ଧା ମାଛ ଦେଲେ। 43 ଶିଷ୍ୟମାନେ ଦେଖୁଥିବା ବେଳେ ଯୀଶୁ ମାଛ ନେଇ ଖାଇଲେ।

44 ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପାଖରେ ମୁଁ ଥିବା ବେଳର କଥା ମନେ ପକାଅ। ମୁଁ କହିଥିଲି ଯେ ମୋଶାଙ୍କ ନିୟମରେ, ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକରେ ଓ ଗୀତସଂହିତାରେ ମୋ’ ବିଷୟରେ ଯାହାସବୁ ଲେଖା ଯାଇଛି, ସେଗୁଡ଼ିକ ନିଶ୍ଚୟ ଘଟିବ।”

45 ତା’ପରେ ଯୀଶୁ ଶିଷ୍ୟମାନଙ୍କୁ ସବୁ ଶାସ୍ତ୍ର ବିଷୟ ବୁଝାଇଲେ। ତାହାଙ୍କ ବିଷୟରେ ଯାହାସବୁ ଲେଖା ଯାଇଥିଲା, ଯୀଶୁ ସେମାନଙ୍କୁ ସବୁ ବୁଝାଇଲେ। 46 ଯୀଶୁ ସେମାନଙ୍କୁ କହିଲେ, “ଖ୍ରୀଷ୍ଟଙ୍କୁ ମାରି ଦିଆଯିବା ଓ ମୃତ୍ୟୁରୁ ତିନି ଦିନ ପରେ ପୁଣି ସେ ବଞ୍ଚି ଉଠିବା କଥା ଲେଖା ଅଛି। 47-48 ତୁମ୍ଭେମାନେ ଏସବୁ ଘଟଣା ଘଟିବାର ଦେଖିଲ। ତୁମ୍ଭେମାନେ ତା’ର ସାକ୍ଷୀ। ତୁମ୍ଭେମାନେ ଲୋକମାନଙ୍କ ପାଖକୁ ଯାଇ କୁହ ଯେ ସେମାନଙ୍କର ପାପ ଗୁଡ଼ିକୁ କ୍ଷମା କରାଯାଇ ପାରିବ। ସେମାନଙ୍କୁ କୁହ ଯେ, ସେମାନେ ନିଜର ହୃଦୟ ପରିବର୍ତ୍ତନ କରନ୍ତୁ ଏବଂ ନିଜର ପାପ ପାଇଁ ଦୁଃଖ ଅନୁଭବ କରନ୍ତୁ। ଯଦି ସେମାନେ ଏହା କରିବେ, ତେବେ ପରମେଶ୍ୱର ସେମାନଙ୍କୁ କ୍ଷମା କରିଦେବେ। ତୁମ୍ଭେମାନେ ଯିରୁଶାଲମରୁ ଆରମ୍ଭ କରିବ ଓ ମୋ’ ନାମରେ ଏଗୁଡ଼ିକ ପ୍ରଗ୍ଭର କରିବ। ଏହି ସୁସମାଗ୍ଭର ଏ ପୃଥିବୀରେ ନିଶ୍ଚୟ ସମସ୍ତଙ୍କୁ ଶୁଣେଇ ଦିଆଯିବ। 49 ଶୁଣ, ମୋର ପରମପିତା ତୁମ୍ଭମାନଙ୍କୁ ଯାହା ପ୍ରତିଶ୍ରୁତି ଦେଇଛନ୍ତି, ମୁଁ ତାହା ତୁମ୍ଭମାନଙ୍କ ପାଖକୁ ପଠାଇବି। କିନ୍ତୁ ସ୍ୱର୍ଗରୁ ସେହି ଶକ୍ତି ନ ପାଇବା ପର୍ଯ୍ୟନ୍ତ ତୁମ୍ଭେମାନେ ନିଶ୍ଚୟ ଯିରୁଶାଲମରେ ରହିବ।”

ଯୀଶୁ ସ୍ୱର୍ଗକୁ ଫେରିଗଲେ(D)

50 ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ ଯିରୁଶାଲମରୁ ବେଥନୀୟାକୁ କଢ଼ାଇ ନେଇଗଲେ। ଯୀଶୁ ତାହାଙ୍କର ହାତ ଟେକି ଶିଷ୍ୟମାନଙ୍କୁ ଆଶୀର୍ବାଦ କଲେ। 51 ଯୀଶୁ ସେମାନଙ୍କୁ ଆଶୀର୍ବାଦ କରୁଥିବା ସମୟରେ ସେ ଶିଷ୍ୟମାନଙ୍କ ପାଖରୁ ଅଲଗା ହୋଇଗଲେ ଓ ତାହାଙ୍କୁ ସ୍ୱର୍ଗକୁ ନିଆଗଲା। 52 ଶିଷ୍ୟମାନେ ସେଠାରେ ତାହାଙ୍କୁ ଆରାଧନା କଲେ। ତା’ପରେ ସେମାନେ ଯିରୁଶାଲମକୁ ଫେରିଗଲେ। ସେମାନେ ବହୁତ ଖୁସୀ ଥିଲେ। 53 ସେମାନେ ସବୁ ସମୟରେ ମନ୍ଦିରରେ ରହି ପରମେଶ୍ୱରଙ୍କ ସ୍ତୁତି କରୁଥିଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center