Print Page Options
Previous Prev Day Next DayNext

M’Cheyne Bible Reading Plan

The classic M'Cheyne plan--read the Old Testament, New Testament, and Psalms or Gospels every day.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ବଂଶାବଳୀର ଦ୍ୱିତୀୟ ପୁସ୍ତକ 16

ଆସାଙ୍କର ଶେଷ ବର୍ଷଗୁଡ଼ିକ

16 ଆସା ରାଜା ହେବାର ଛତିଶ୍ ତମ ବର୍ଷରେ, ବାଶା ଯିହୁଦା ଦେଶକୁ ଆକ୍ରମଣ କଲେ। ବାଶା ଇସ୍ରାଏଲର ରାଜା ଥିଲେ। ସେ ରାମା ସହରକୁ ଗଲେ ଓ ତାହାକୁ ଏକ ଦୁର୍ଗରେ ପରିଣତ କଲେ। ଯିହୁଦାର ରାଜା ଆସାଙ୍କ ନିକଟକୁ ଯିବା ଆସିବା କରୁଥିବା ଲୋକମାନଙ୍କୁ ସ୍ଥଗିତ କରାଇବାର ଏକ ସ୍ଥାନରୂପେ ବାଶା ରାମା ସହରକୁ ବ୍ୟବହାର କଲେ। ଆସା ସଦାପ୍ରଭୁଙ୍କ ମନ୍ଦିରର କୋଷାଗାରରୁ ରୂପା ଓ ସୁନାସବୁ ଆଣିଲେ। ଆଉ ସେ ରାଜାଙ୍କର ଗୃହ ମଧ୍ୟରେ ଥିବା ରୂପା ଓ ସୁନାସବୁ ଆଣିଲେ। ଏହା ପରେ ଆସା ବି‌ନ୍‌ହଦଦ୍ ନିକଟକୁ ବାର୍ତ୍ତାବାହକମାନଙ୍କୁ ପଠାଇଲେ। ବି‌ନ୍‌ହଦଦ୍ ଅରା‌ମ୍‌ର ରାଜା ଥିଲେ ଓ ସେ ଦମ୍ମେଶକ ସହରରେ ବାସ କରୁଥିଲେ। ଆସାଙ୍କ ବାର୍ତ୍ତା ଥିଲା: “ତୁମ୍ଭର ପିତା ଓ ମୋର ପିତାଙ୍କ ମଧ୍ୟରେ ଯେପରି ଚୁକ୍ତି ସ୍ୱାକ୍ଷର ହୋଇଥିଲା, ଆମ୍ଭ ମଧ୍ୟରେ ମଧ୍ୟ ସେହିଭଳି ଚୁକ୍ତି ହେଉ। ଦେଖ, ମୁଁ ତୁମ୍ଭ ନିକଟକୁ ରୂପା ଓ ସୁନା ପଠାଉଛି। ବର୍ତ୍ତମାନ ତୁମ୍ଭେ ଇସ୍ରାଏଲର ରାଜା ବାଶା ସହିତ ତୁମ୍ଭର ଚୁକ୍ତି ଭଙ୍ଗ କର, ତେବେ ସେ ମୋତେ ଏକା ଛାଡ଼ି ଗ୍ଭଲିଯିବ ଓ ମୋତେ ଆଉ ବ୍ୟସ୍ତ କରିବ ନାହିଁ।”

ବି‌ନ୍‌ହଦଦ ରାଜା ଆସାଙ୍କ ସହିତ ସମ୍ମତ ହେଲେ। ଇସ୍ରାଏଲର ସହରଗୁଡ଼ିକ ଉପରେ ଆକ୍ରମଣ କରିବା ନିମନ୍ତେ ବି‌ନ୍‌ହଦଦ୍ ତାଙ୍କ ସୈନ୍ୟଦଳର ସେନାପତିମାନଙ୍କୁ ପଠାଇଲେ। ସେହି ସେନାପତିମାନେ ଇୟୋନ, ଦାନ ଓ ଆବେଲମୟିମ୍ ସହରଗୁଡ଼ିକ ଉପରେ ଆକ୍ରମଣ କଲେ। ସେମାନେ ନପ୍ତାଲି ଅଞ୍ଚଳର ସମସ୍ତ ସହରଗୁଡ଼ିକ ଉପରେ ମଧ୍ୟ ଆକ୍ରମଣ କଲେ, ଯେଉଁଠାରେ ଜିନିଷ ଠୁଳ କରି ରଖାଯାଇଥିଲା। ବାଶା ଇସ୍ରାଏଲର ଏହି ସହରଗୁଡ଼ିକ ଉପରେ ଆକ୍ରମଣର ଖବର ଶୁଣିଲା। ତେଣୁ ସେ ରାମା ସହରକୁ ଏକ ଦୁର୍ଗରେ ପରିଣତ କରିବା କାର୍ଯ୍ୟ ବନ୍ଦ କଲା ଏବଂ ସେ ନିଜ ରାଜ୍ୟକୁ ଫେରିଗଲା। ଏହା ପରେ ରାଜା ଆସା ଯିହୁଦାର ସମସ୍ତ ଲୋକଙ୍କୁ ଏକତ୍ର ଡାକିଲେ। ସେମାନେ ରାମା ସହରକୁ ଗଲେ ଓ ବାଶା ଦୁର୍ଗ ନିର୍ମାଣ କରିବା ନିମନ୍ତେ ଯେଉଁ ପ୍ରସ୍ତର ଓ କାଷ୍ଠ ବ୍ୟବହାର କରୁଥିଲା, ତାହା ନେଇଗଲେ। ଆସା ଓ ଯିହୁଦାର ଲୋକମାନେ ଗେବା ଓ ମିସ୍ପା ସହରକୁ ଆହୁରି ଦୃଢ଼ କରିବା ନିମନ୍ତେ ସେହି ପ୍ରସ୍ତର ଓ କାଷ୍ଠଗୁଡ଼ିକୁ ବ୍ୟବହାର କଲେ।

ସେହି ସମୟରେ ଦ୍ରଷ୍ଟା ହନାନି ଯିହୁଦାର ରାଜା ଆସାଙ୍କ ନିକଟକୁ ଆସିଲେ। ହନାନି ତାଙ୍କୁ କହିଲେ, “ଆସା, ତୁମ୍ଭେ ଅରାମର ରାଜା ଉପରେ ସାହାଯ୍ୟ ନିମନ୍ତେ ନିର୍ଭର କଲ ଓ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କ ଉପରେ ନିର୍ଭର କଲ ନାହିଁ। କିନ୍ତୁ ଯେହେତୁ ତୁମ୍ଭେ ସାହାଯ୍ୟ ନିମନ୍ତେ ସଦାପ୍ରଭୁଙ୍କ ଉପରେ ନିର୍ଭର କଲ ନାହିଁ, ଅରାମ ରାଜାର ସୈନ୍ୟଦଳ ତୁମ୍ଭଠାରୁ ଖସି ପଳାଇଗଲେ। କୂଶୀୟ ଓ ଲେବୀୟମାନଙ୍କର ଏକ ଅତି ବୃହତ୍ ଓ ପରାକ୍ରମୀ ସୈନ୍ୟଦଳ ଥିଲା। ସେମାନଙ୍କର ଅନେକ ରଥ ଓ ରଥଗ୍ଭଳକମାନେ ଥିଲେ। କିନ୍ତୁ ଆସା, ତୁମ୍ଭେ ସାହାଯ୍ୟ ନିମନ୍ତେ ଓ ସେହି ବୃହତ୍ ପରାକ୍ରମୀ ସୈନ୍ୟଦଳକୁ ପରାସ୍ତ କରିବା ନିମନ୍ତେ ସଦାପ୍ରଭୁଙ୍କ ଉପରେ ନିର୍ଭର କଲ, ଆଉ ସଦାପ୍ରଭୁ ସେମାନଙ୍କୁ ପରାସ୍ତ କରିବା ନିମନ୍ତେ ତୁମ୍ଭକୁ ସାହାଯ୍ୟ କଲେ।” ଯେଉଁ ଲୋକମାନେ ସଦାପ୍ରଭୁଙ୍କ ନିକଟରେ ବିଶ୍ୱସ୍ତ ଅଟନ୍ତି, ସେମାନଙ୍କୁ ସେ ବଳବାନ୍ କରି ପାରନ୍ତି, ଏଥିନିମନ୍ତେ ତାଙ୍କର ଚକ୍ଷୁ ପୃଥିବୀର ଚତୁର୍ଦ୍ଦିଗରେ ଭ୍ରମଣ କରି ସେହି ଲୋକମାନଙ୍କୁ ତନ୍ନ ତନ୍ନ କରି ଖୋଜନ୍ତି। ଆସା, ତୁମ୍ଭେ ଏକ ମୂର୍ଖାମୀର କାର୍ଯ୍ୟ କରିଅଛ। ତେଣୁ ବର୍ତ୍ତମାନଠାରୁ ତୁମ୍ଭ ପ୍ରତି ଯୁଦ୍ଧ ଘଟିବ।”

10 ହନାନି ଏହିପରି କଥା କହିବାରୁ ଆସା ତାଙ୍କ ଉପରେ କ୍ରୋଧ କଲେ। ଆସା ଏତେ ରାଗିଗଲେ ଯେ, ସେ ହାନାନିଙ୍କୁ ବନ୍ଦୀଶାଳାରେ ନିକ୍ଷେପ କଲେ। ସେହି ସମୟରେ ଆସା ଆଉ କେତେଜଣ ବ୍ୟକ୍ତିଙ୍କ ପ୍ରତି ମଧ୍ୟ ନିଷ୍ଠୁର ଥିଲେ।

11 ଆସା ଯେଉଁ ସମସ୍ତ କର୍ମ କରିଥିଲେ, ତାହା ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ଯିହୁଦା ଓ ଇସ୍ରାଏଲର ରାଜଗଣଙ୍କର ଇତିହାସ ପୁସ୍ତକରେ ଲେଖା ଯାଇଅଛି। 12 ଆସାଙ୍କ ରାଜତ୍ୱର ଅଣଗ୍ଭଳିଶତମ ବର୍ଷରେ ତାଙ୍କର ପାଦଦ୍ୱୟ ରୋଗଗ୍ରସ୍ତ ହୋଇ ପଡ଼ିଲା। ତାଙ୍କର ରୋଗ ଅତ୍ୟନ୍ତ ଭୟଙ୍କର ହୋଇ ପଡ଼ିଲା, କିନ୍ତୁ ସେ ସଦାପ୍ରଭୁଙ୍କଠାରୁ ସାହାଯ୍ୟ ଲୋଡ଼ିଲେ ନାହିଁ। ଆସା ଡାକ୍ତରମାନଙ୍କର ସାହାଯ୍ୟ ଲୋଡ଼ିଲେ। 13 ଆସା ତାଙ୍କର ରାଜତ୍ୱର ଏକଗ୍ଭଳିଶତମ ବର୍ଷରେ ମୃତ୍ୟୁବରଣ କଲେ। ଆଉ ଆସା ତାଙ୍କର ପୂର୍ବପୁରୁଷମାନଙ୍କ ସହିତ କବର ପାଇଲେ। 14 ଆସା ଦାଉଦଙ୍କ ନଗରରେ ନିଜ ନିମନ୍ତେ ଯେଉଁ ସମାଧି ନିର୍ମାଣ କରିଥିଲେ, ଲୋକମାନେ ତାଙ୍କୁ ସେହି ସମାଧିରେ କବର ଦେଲେ। ଲୋକମାନେ ତାଙ୍କୁ ଏପ୍ରକାର ଏକ ଶଯ୍ୟାରେ ରଖିଲେ, ଯାହା ବିଭିନ୍ନ ପ୍ରକାର ମସଲା ଓ ମିଶ୍ରିତ ସୁଗନ୍ଧିତ ଅତରରେ ପୂର୍ଣ୍ଣ ଥିଲା। ଆସାଙ୍କୁ ସମ୍ମାନ ଦେବା ନିମନ୍ତେ ଲୋକମାନେ ଏକ ବିରାଟ ଅଗ୍ନିଦାହ କଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5

ତା’ପରେ ମୁଁ ସିଂହାସନରେ ବସିଥିବା ସେହି ବ୍ୟକ୍ତିଙ୍କର ଦକ୍ଷିଣ ହସ୍ତରେ ଗୋଟିଏ ଚର୍ମପତ୍ର [a] ଥିବାର ଦେଖିଲି। ସେହି ଚର୍ମପତ୍ରଟିର ଉଭୟ ପଟେ ଲେଖା ହୋଇଥିଲା। ସେହି ଚର୍ମପତ୍ରଟି ସାତୋଟି ମୁଦ୍ରାରେ ବନ୍ଦ କରାଯାଇଥିଲା। ମୁଁ ଜଣେ ମହାଶକ୍ତିଶାଳୀ ଦୂତଙ୍କୁ ଦେଖିଲି। ସେ ଉଚ୍ଚ ସ୍ୱରରେ କହିଲେ, “ଏହି ଚର୍ମପତ୍ରର ମୁଦ୍ରା ଭାଙ୍ଗି ତାହା ଫିଟାଇବା ନିମନ୍ତେ କିଏ ଯୋଗ୍ୟ ଅଟନ୍ତି?” କିନ୍ତୁ ସେହି ଚର୍ମପତ୍ରକୁ ଫିଟାଇବାକୁ ଓ ତା’ଭିତର ଦେଖିବାକୁ ସ୍ୱର୍ଗ, ମର୍ତ୍ତ୍ୟ ବା ପାତାଳରେ କାହାରି ସାଧ୍ୟ ନ ଥିଲା। ତେଣୁ ମୁଁ ଆକୁଳ ଭାବରେ କାନ୍ଦିବାକୁ ଲାଗିଲି, କାରଣ ସେହି ଚର୍ମପତ୍ରକୁ ଫିଟାଇବା ପାଇଁ କିମ୍ବା ଦେଖିବା ପାଇଁ ସେଠାରେ କେହି ସକ୍ଷମ ନ ଥିଲେ। କିନ୍ତୁ ସେହି ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ କହିଲେ, “କାନ୍ଦ ନାହିଁ! ଯିହୂଦା ବଂଶଜାତ ସିଂହ (ଖ୍ରୀଷ୍ଟ) ଏହି କାର୍ଯ୍ୟ କରିବାକୁ ବିଜୟୀ ହୋଇଛନ୍ତି। ସେ ଦାଉଦଙ୍କ ବଂଶଧର। ସେ ଏହି ଚର୍ମପତ୍ର ଓ ଏହାର ସାତୋଟି ମୁଦ୍ରା ଫିଟାଇବାକୁ ସକ୍ଷମ ଅଟନ୍ତି।”

ସେତେବେଳେ ମୁଁ ସିଂହାସନର ମଝିରେ ଜଣେ ମେଷଶାବକଙ୍କୁ ଦେଖିଲି। ତାହାଙ୍କ ଗ୍ଭରିପାଖେ ଗ୍ଭରୋଟି ଜୀବିତ ପ୍ରାଣୀ ଓ ପ୍ରାଚୀନମାନେ ଘେରି ରହିଥିଲେ। ବଳି ଦିଆଯାଇଥିବା ପରି ସେ ଦେଖା ଯାଉଥିଲେ। ତାହାଙ୍କର ସାତୋଟି ଶିଙ୍ଗ ଓ ସାତୋଟି ଚକ୍ଷୁ ଥିଲା, ଏହି ସାତୋଟି ଚକ୍ଷୁ ପରମେଶ୍ୱରଙ୍କର ସାତୋଟି ଆତ୍ମା, ଯାହାଙ୍କୁ ପୃଥିବୀର ଗ୍ଭରିଆଡ଼େ ପ୍ରେରିତ କରାଯାଇଥିଲା।

ସେହି ମେଷଶାବକ ସିଂହାସନରେ ବସିଥିବା ବ୍ୟକ୍ତିଙ୍କ ପାଖକୁ ଯାଇ ତାହାଙ୍କ ଦକ୍ଷିଣହସ୍ତରୁ ଚର୍ମପତ୍ର ନେଲେ। ସେ ଚର୍ମପତ୍ରକୁ ଗ୍ରହଣ କରିବାପରେ, ଗ୍ଭରିଜୀବିତ ପ୍ରାଣୀ ଓ ଚବିଶଜଣ ପ୍ରାଚୀନ ତାହାଙ୍କ ସମ୍ମୁଖରେ ନଇଁପଡ଼ି ପ୍ରଣାମ କଲେ। ସେମାନେ ପ୍ରତ୍ୟେକ ଗୋଟିଏ ଗୋଟିଏ ବୀଣା ଧରି ଥିଲେ। ସେମାନେ ସୁଗନ୍ଧିତ ଧୂପର ସୁନାର ପାତ୍ର ମଧ୍ୟ ଧରିଥିଲେ। ସେହି ସୁଗନ୍ଧିତ ଧୂପପାତ୍ରଗୁଡ଼ିକ ହେଉଛି, ପରମେଶ୍ୱରଙ୍କ ପବିତ୍ର ଲୋକମାନଙ୍କର ପ୍ରାର୍ଥନା। ସେମାନେ ମେଷଶାବକଙ୍କ ପାଇଁ ଗୋଟିଏ ନୂତନ ଗୀତ ଗାନ କଲେ:

“ତୁମ୍ଭେ ଚର୍ମପତ୍ର ଗ୍ରହଣ କରିବାକୁ
    ଏବଂ ମୁଦ୍ରା ଖୋଲିବାକୁ ଯୋଗ୍ୟ ଅଟ,
କାରଣ ତୁମ୍ଭେ ହତ ହୋଇଥିଲ;
    ଏବଂ ତୁମ୍ଭର ରକ୍ତରେ ପ୍ରତ୍ୟେକ ଗୋଷ୍ଠୀ, ଭାଷା, ବଂଶ ଓ ଜାତି ମଧ୍ୟରୁ ପରମେଶ୍ୱରଙ୍କ ପାଇଁ ଲୋକମାନଙ୍କୁ କିଣିଥିଲ
10 ତୁମ୍ଭେ ଏହି ଲୋକମାନଙ୍କୁ ଗୋଟିଏ ସାମ୍ରାଜ୍ୟ ସ୍ୱରୂପ, ଓ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପାଇଁ ଯାଜକଗଣ କରିଅଛ।
    ସେମାନେ ଏ ପୃଥିବୀ ଉପରେ ରାଜତ୍ୱ କରିବେ।”

11 ତା’ପରେ ମୁଁ ଦେଖିଲି ଓ ଅନେକ ସ୍ୱର୍ଗଦୂତଙ୍କର ସ୍ୱର ଶୁଣିଲି। ସ୍ୱର୍ଗଦୂତମାନେ ସିଂହାସନ, ଜୀବିତ ପ୍ରାଣୀ ଓ ପ୍ରାଚୀନମାନଙ୍କ ଗ୍ଭରିପାଖରେ ଥିଲେ। ମୁଁ ହଜାର ହଜାର ସ୍ୱର୍ଗଦୂତଙ୍କୁ ଦେଖିଲି। ସେଠାରେ 10,000ର 10,000 ଗୁଣ ସ୍ୱର୍ଗଦୂତ ଥିଲେ। 12 ସେମାନେ ଉଚ୍ଚ ସ୍ୱରରେ ଏହା କହୁଥିଲେ:

“ମେଷଶାବକ
    ଯେ ବଳିକୃତ ଥିଲେ,
ସେ କ୍ଷମତା, ଧନ, ପ୍ରଜ୍ଞା, ଶକ୍ତି, ସମ୍ମାନ, ମହିମା
    ଓ ପ୍ରଶଂସା ପାଇବାକୁ ଯୋଗ୍ୟ।”

13 ତା’ପରେ ମୁଁ ସ୍ୱର୍ଗ, ମର୍ତ୍ତ୍ୟ, ପାତାଳ ଓ ସମୁଦ୍ରର ସମସ୍ତ ପ୍ରାଣୀଙ୍କୁ ଏହା କହିବାର ଶୁଣିଲି:

“ଯେ ସିଂହାସନରେ ବସିଛନ୍ତି,
    ତାହାଙ୍କର ଓ ମେଷଶାବକଙ୍କର ପ୍ରଶଂସା, ଗୌରବ, ସମ୍ମାନ ଓ କ୍ଷମତା ଯୁଗେ ଯୁଗେ ହେଉ।”

14 ଗ୍ଭରି ଜଣ ଜୀବିତ ପ୍ରାଣୀ କହିଲେ, “ଆମେନ୍!” ଏବଂ ଚବିଶ ଜଣ ପ୍ରାଚୀନ ବ୍ୟକ୍ତି ନଇଁପଡ଼ି ତାହାଙ୍କୁ ପ୍ରଣାମ କଲେ ଓ ଉପାସନା କଲେ।

ଯିଖରିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 1

ସଦାପ୍ରଭୁ ଆପଣା ଲୋକର ପ୍ରତ୍ୟାବର୍ତ୍ତନ ଇଚ୍ଛା କରନ୍ତି

ସଦାପ୍ରଭୁ ବେରିଖିୟଙ୍କ ପୁତ୍ର ଭବିଷ୍ୟ‌ଦ୍‌ବକ୍ତା ଯିଖରିୟଙ୍କୁ ଏହି ବାର୍ତ୍ତା ପଠାଇଲେ। ପାରସ୍ୟର ରାଜା ଦାରିୟାବସଙ୍କ ଦ୍ୱିତୀୟ ବର୍ଷର ଅଷ୍ଟମ ମାସରେ ଏହା ଘଟିଥିଲା। ଯିଖରିୟ ବେରିଖିୟଙ୍କ ପୁତ୍ର ଥିଲେ। ବେରିଖିୟ ଇଦ୍ଦୋଙ୍କ ପୁତ୍ର ଥିଲେ।

ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷଙ୍କ ଉପରେ ଅତ୍ୟନ୍ତ କ୍ରୋଧାନ୍ୱିତ ହୋଇଥିଲେ। ତେଣୁ, ତୁମ୍ଭର ଲୋକମାନଙ୍କୁ ଏହି କଥା କୁହ, ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, “ତୁମ୍ଭେମାନେ ମୋ’ ନିକଟକୁ ଫେରି ଆସ ଏବଂ ମୁଁ ତୁମ୍ଭ ନିକଟକୁ ଫେରିଯିବି।” ସଦାପ୍ରଭୁ ସର୍ବଶକ୍ତିମାନ ଏହା କହିଥିଲେ।

ସଦାପ୍ରଭୁ ପୁଣି କହିଲେ, “ତୁମ୍ଭେମାନେ ତୁମ୍ଭ ପୂର୍ବପୁରୁଷଗଣଙ୍କ ପରି ବ୍ୟବହାର କର ନାହିଁ। ପୂର୍ବ ଭବିଷ୍ୟ‌ଦ୍‌ବକ୍ତାଗଣ ସେମାନଙ୍କୁ କହିଛନ୍ତି, ‘ସର୍ବଶକ୍ତିମାନ ସଦାପ୍ରଭୁ ଇଚ୍ଛା କରନ୍ତି ତୁମ୍ଭେମାନେ ଜୀବନଧାରଣର କୁପଥ ବଦଳାଅ ଓ କୁକର୍ମରୁ ନିବୃତ୍ତ ହୁଅ।’ କିନ୍ତୁ ତୁମ୍ଭର ସେହି ପୂର୍ବପୁରୁଷଗଣ ଆମ୍ଭ ବାକ୍ୟ ଶୁଣିଲେ ନାହିଁ।” ସଦାପ୍ରଭୁ ଏହିସବୁ କହନ୍ତି।

ପରମେଶ୍ୱର କହିଲେ, “ତେଣୁ, ତୁମ୍ଭର ସେହି ପୂର୍ବପୁରୁଷଗଣ ବର୍ତ୍ତମାନ କାହାନ୍ତି? ସେହି ଭବିଷ୍ୟ‌ଦ୍‌ବକ୍ତାଗଣ କ’ଣ ଏପର୍ଯ୍ୟନ୍ତ ବଞ୍ଚିଛନ୍ତି? ଆମ୍ଭେ ଆପଣା ଭବିଷ୍ୟ‌ଦ୍‌ବକ୍ତାଗଣଙ୍କୁ, ଆମ୍ଭର ଆଜ୍ଞା ଓ ଶିକ୍ଷା ସମୂହ ବିଷୟରେ ପ୍ରଗ୍ଭର କରିବାକୁ ଆଦେଶ ଦେଇଥିଲୁ। ଏବଂ ତୁମ୍ଭର ପୂର୍ବପୁରୁଷଗଣ ଏହି ଆଦେଶ ଭାଙ୍ଗିବାରୁ ଶେଷରେ ଦଣ୍ତ ଦିଆଯାଇଥିଲା, କ’ଣ ସେମାନଙ୍କୁ ଦିଆଯାଇ ନ ଥିଲା? ତେଣୁ ତୁମ୍ଭର ପୂର୍ବପୁରୁଷଗଣ କହିଲେ, ‘ସର୍ବଶକ୍ତିମାନ୍ ସଦାପ୍ରଭୁ ଆମ୍ଭଙ୍କୁ ଆମ୍ଭର କୁପଥ ଏବଂ କୁକର୍ମ ପାଇଁ ଦଣ୍ତ ଦେଇଥିଲେ।’ ତେଣୁ ସେମାନେ ପରମେଶ୍ୱରଙ୍କ ନିକଟକୁ ଫେରି ଆସିଲେ।”

The Four Horses

ଦାରିୟାବସଙ୍କ ଶାସନର ଦ୍ୱିତୀୟ ବର୍ଷର ଏକାଦଶ ମାସର ଏହା ହେଉଛି ଶବାଟ ମାସର ଚତୁର୍ବିଂଶ ଦିନ, ସଦାପ୍ରଭୁ ତାଙ୍କର ଭବିଷ୍ୟ‌ଦ୍‌ବକ୍ତା ଯିଖରିୟଙ୍କ ନିକଟକୁ ବାର୍ତ୍ତା ପଠାଇଲେ। ଭବିଷ୍ୟ‌ଦ୍‌ବକ୍ତା ଯିଖରିୟ ବେରିଖିୟଙ୍କ ପୁତ୍ର ଥିଲେ, ବେରିଖିୟ ଇଦ୍ଦୋଙ୍କ ପୁତ୍ର ଥିଲେ।

ରାତିରେ ମୁଁ ଲା‌‌ଲ୍‌‌ଅଶ୍ୱ ଉପରେ ଏକ ବ୍ୟକ୍ତିକୁ ଦେଖିଲି। ଏହା ଉପତ୍ୟକାର ମେହେନ୍ଦି ବୁଦା ମଝିରେ ଛିଡ଼ା ହୋଇଥିଲା। ତାଙ୍କ ପଛରେ ଲାଲ୍, ଧୂସର ଏବଂ ଧଳା ଅଶ୍ୱଗୁଡ଼ିକ ଥିଲେ। ମୁଁ ପଗ୍ଭରିଲି, “ହେ ମୋର ସଦାପ୍ରଭୁ, ଏଗୁଡ଼ିକ କ’ଣ ପାଇଁ?”

ତା’ପରେ ସେହି ସ୍ୱର୍ଗଦୂତ ଯିଏ ମୋ’ ସଙ୍ଗରେ କଥା କହୁଥିଲେ, ଉତ୍ତର ଦେଲେ, “କ’ଣ ପାଇଁ ଏହି ଅଶ୍ୱଗୁଡ଼ିକ, ତାହା ତୁମ୍ଭକୁ ଜଣାଇବି।”

10 ତା’ପରେ ମେହେନ୍ଦି ବୁଦା ମଧ୍ୟରେ ଛିଡ଼ା ହୋଇଥିବା ବ୍ୟକ୍ତି ଜଣକୁ କହିଲେ, “ପୃଥିବୀରେ ଏଣେ ତେଣେ ଭ୍ରମଣ କରିବା ପାଇଁ ସଦାପ୍ରଭୁ ଏହି ଅଶ୍ୱଗୁଡ଼ିକୁ ପ୍ରେରଣ କରିଛନ୍ତି।”

11 ତା’ପରେ ସେହି ଅଶ୍ୱଗୁଡ଼ିକ ମେହେନ୍ଦି ବୁଦା ମଧ୍ୟରେ ଛିଡ଼ା ହୋଇଥିବା ସଦାପ୍ରଭୁଙ୍କ ସ୍ୱର୍ଗଦୂତକୁ କହିଲେ, “ଦେଖ ଆମ୍ଭେମାନେ ସାରା ପୃଥିବୀରେ ଭ୍ରମଣ କରିଛୁ ଏବଂ ସମଗ୍ର ପୃଥିବୀ ସୁସ୍ଥିର ଓ ଶାନ୍ତ ଅଛି।”

12 ତା’ପରେ ସଦାପ୍ରଭୁଙ୍କ ସ୍ୱର୍ଗଦୂତ କହିଲେ, “ହେ ସର୍ବଶକ୍ତିମାନ ସଦାପ୍ରଭୁ କେତେକାଳ ତୁମ୍ଭେ ତୁମ୍ଭର ଦୟାରୁ ଯିରୁଶାଲମ ଏବଂ ଯିହୁଦା ନଗରକୁ ଦୂରେଇ ରଖିବ? ସତୁରି ବର୍ଷ ଧରି ଏହି ନଗରଗୁଡ଼ିକ ଉପରେ ତୁମ୍ଭର କ୍ରୋଧ ପ୍ରକାଶ କରିଛ।”

13 ମୋ’ ସହିତ କଥା ହେଉଥିବା ସ୍ୱର୍ଗଦୂତକୁ ସଦାପ୍ରଭୁ ଉତ୍ତର ଦେଲେ। ସେ ମଙ୍ଗଳ ଓ ସାନ୍ତ୍ୱନାମୂଳକ କଥା କହିଲେ।

14 ତା’ପରେ ସ୍ୱର୍ଗଦୂତ ଯିଏ ମୋ’ ସଙ୍ଗରେ କଥା କହୁଥିଲେ, କହିଲେ, ମୋର ଏହି ବାକ୍ୟ ଘୋଷଣା କର। ସର୍ବଶକ୍ତିମାନ ସଦାପ୍ରଭୁ ପୁଣି କୁହନ୍ତି;

“ଆମ୍ଭର ଯିରୁଶାଲମ ଓ ସିୟୋନ ପ୍ରତି ପ୍ରଗାଢ଼ ଅନୁରାଗ ଅଛି।
15     ନିଜକୁ ନିରାପଦ ମନେ କରୁଥିବା ଦେଶ ପ୍ରତି ଆମ୍ଭେ ଅତ୍ୟନ୍ତ କ୍ଷୁବ୍ଧ ଥିଲୁ।
କାରଣ ସେମାନେ ବିପର୍ଯ୍ୟୟକୁ
    ସର୍ବଦା ଆମନ୍ତ୍ରଣ କରୁଥିଲେ।”
16 ତେଣୁ ସଦାପ୍ରଭୁ ପରମେଶ୍ୱର କୁହନ୍ତି, “ଆମ୍ଭେ ପୁଣି ଯିରୁଶାଲମ ଫେରି ଆସିବା ଓ ଆମ୍ଭର ନିଜ ଲୋକମାନଙ୍କ ପ୍ରତି ଦୟା ଦେଖାଇବା।”
    ସର୍ବଶକ୍ତିମାନ ସଦାପ୍ରଭୁ ପୁଣି କୁହନ୍ତି, “ଆମ୍ଭର ଘର ସେହି ସ୍ଥାନରେ ନିର୍ମିତ ହେବ
    ଏବଂ ସମଗ୍ର ଯିରୁଶାଲମରେ ପୁନଃନିର୍ମାଣର ଲକ୍ଷଣ ଦେଖାଯିବ।”

17 ସେହି ସ୍ୱର୍ଗଦୂତ ମଧ୍ୟ କହିଲେ, “ସର୍ବଶକ୍ତିମାନ୍ ସଦାପ୍ରଭୁ କହନ୍ତି,
    ‘ଆମ୍ଭର ନଗରଗୁଡ଼ିକ ଉତ୍ତମ ସାମଗ୍ରୀରେ ଉଛୁଳିବ।
ଆମ୍ଭର ସିୟୋନ ପ୍ରତି ଦୟା ରହିବ।
    ଆମ୍ଭେ ପୁନର୍ବାର ଯିରୁଶାଲମକୁ ଆପଣା ବିଶେଷ ନଗର ରୂପେ ମନୋନୀତ କରିବା।’”

ଗ୍ଭରିଟି ଶିଙ୍ଗ ଓ ଗ୍ଭରିଜଣ କର୍ମୀ

18 ଏହା ପରେ ମୁଁ ଊର୍ଦ୍ଧ୍ୱକୁ ଗ୍ଭହିଁଲି ଏବଂ ଗ୍ଭରିଟି ଶିଙ୍ଗ ଦେଖିଲି। 19 ତା’ପରେ ମୁଁ ଯେଉଁ ସ୍ୱର୍ଗଦୂତ ସହ କଥାବାର୍ତ୍ତା ହେଉଥିଲି ତାଙ୍କୁ ପଗ୍ଭରିଲି, “ଏହି ଶିଙ୍ଗଗୁଡ଼ିକ କ’ଣ?”

ସେ ଉତ୍ତର ଦେଲେ, “ଏହି ଶିଙ୍ଗଗୁଡ଼ିକ ଇସ୍ରାଏଲ, ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ ଚ୍ଛିନ୍ନଛତ୍ର କରି ଦେଇଛନ୍ତି।”

20 ସଦାପ୍ରଭୁ ମୋତେ ଗ୍ଭରିଜଣ କର୍ମୀଙ୍କୁ ଦେଖାଇଲେ। 21 ମୁଁ ପଗ୍ଭରିଲି, “ଏହି ଗ୍ଭରିଜଣ ବଢ଼େଇ କ’ଣ କରିବାକୁ ଆସିଛନ୍ତି?”

ସେ ଉତ୍ତର ଦେଲେ, “ଏହି ଶିଙ୍ଗଗୁଡ଼ିକ ଯିହୁଦାର ଲୋକମାନଙ୍କୁ ଆକ୍ରମଣ କରି ବିଦେଶକୁ ‘ତଡ଼ି’ ଦେଲେ। ସେମାନେ ଏତେ ସହଜରେ ସେମାନଙ୍କୁ ହରାଇ ଦେଲେ ଯେ, କାହାର ମୁଣ୍ତ ଟେକିବା ପାଇଁ ଶକ୍ତି ନ ଥିଲା। ତେଣୁ ଏହି ଗ୍ଭରିଜଣ ବଢ଼େଇ ସେ ଶିଙ୍ଗଗୁଡ଼ିକୁ ଭୟଭୀତ କରିବାକୁ ଓ ଭାଙ୍ଗି ପକାଇବାକୁ ଆସିଛନ୍ତି।”

ଯୋହନ ଲିଖିତ ସୁସମାଗ୍ଭର 4

ଜଣେ ଶମିରୋଣୀୟା ସ୍ତ୍ରୀ ସହିତ ଯୀଶୁଙ୍କର କଥାବାର୍ତ୍ତା

ଯୋହନଙ୍କ ଅପେକ୍ଷା ଯୀଶୁ ଅଧିକ ଶିଷ୍ୟ କରୁଥିବାର ଓ ବାପ୍ତିଜିତ ଦେଉଥିବାର ଖବର ଫାରୂଶୀମାନେ ଶୁଣିଲେ। କିନ୍ତୁ ଯୀଶୁ ପ୍ରକୃତରେ ଲୋକମାନଙ୍କୁ ବାପ୍ତିସ୍ମ ଦେଉ ନ ଥିଲେ। ତାହାଙ୍କ ଶିଷ୍ୟମାନେ ତାହାଙ୍କ ପାଇଁ ଲୋକଙ୍କୁ ବାପ୍ତିସ୍ମ ଦେଉଥିଲେ। ଯୀଶୁ ଜାଣିଥିଲେ ଯେ ଫାରୂଶୀମାନେ ତାହାଙ୍କ ସମ୍ବନ୍ଧରେ ଶୁଣିଛନ୍ତି। ତେଣୁ ସେ ସେତେବେଳେ ଯିହୂଦା ପ୍ରଦେଶ ଛାଡ଼ି ପୁଣି ଥରେ ଗାଲିଲୀକୁ ଗ୍ଭଲିଗଲେ। ଯୀଶୁ ଗାଲିଲୀ ଗଲାବେଳେ ତାହାଙ୍କୁ ଶମିରୋଣ ଅଞ୍ଚଳ ବାଟ ଦେଇ ଯିବାକୁ ହେଲା।

ଯୀଶୁ ଶମିରୋଣର ସୁଖାରରେ ଆସି ପହଞ୍ଚିଲେ। ଏହି ନଗରଟି ଯାକୁବ ତାହାଙ୍କ ପୁତ୍ର ଯୋଷେଫଙ୍କୁ ଦେଇଥିବା ଜମି ପାଖରେ ଥିଲା। ଯାକୁବଙ୍କ କୂଅ ସେଠାରେ ଥିଲା। ଯୀଶୁ ଗ୍ଭଲି ଗ୍ଭଲି କ୍ଳାନ୍ତ ହୋଇ ପଡ଼ିଥିଲେ। ତେଣୁ ସେ କୂଅ ପାଖରେ ବସି ପଡ଼ିଲେ। ଏହା ମଧ୍ୟାହ୍ନ ସମୟ ଥିଲା। ସେତିକିବେଳେ ଜଣେ ଶମିରୋଣୀୟା ସ୍ତ୍ରୀ ସେହି କୂଅରୁ ପାଣି ନେବା ପାଇଁ ଆସିଲା। ଯୀଶୁ ତାକୁ କହିଲେ, “ମୋତେ ଦୟାକରି ମୁନ୍ଦେ ପାଣି ପିଇବାକୁ ଦିଅ।” ସେ ସମୟରେ ତାହାଙ୍କ ଶିଷ୍ୟମାନେ କିଛି ଖାଦ୍ୟ କିଣିବା ପାଇଁ ନଗରକୁ ଯାଇଥିଲେ।

ସେହି ଶମିରୋଣୀୟା ସ୍ତ୍ରୀ ଜଣକ ତାହାଙ୍କୁ କହିଲା, “ମୁଁ ଆଶ୍ଚର୍ଯ୍ୟ ହେଉଛି ଯେ, ଆପଣ ମୋତେ ପାଣି ପିଇବାକୁ ମାଗୁଛନ୍ତି। ଆପଣ ଜଣେ ଯିହୂଦୀ ଓ ମୁଁ ଜଣେ ଶମିରୋଣୀୟା ସ୍ତ୍ରୀ।” ଯିହୂଦୀମାନେ ଶମିରୋଣୀୟଙ୍କ ସହିତ ବନ୍ଧୁତା କରନ୍ତି ନାହିଁ।

10 ଯୀଶୁ ଉତ୍ତର ଦେଲେ, “ତୁମ୍ଭେ ପରମେଶ୍ୱର ଦେଉଥିବା ଜିନିଷ ବିଷୟରେ ଜାଣି ନାହଁ। ତୁମ୍ଭକୁ ଜଳ ମାଗୁଥିବା ବ୍ୟକ୍ତି, ଅର୍ଥାତ ମୁଁ କିଏ ତାହା ମଧ୍ୟ ତୁମ୍ଭେ ଜାଣି ନାହଁ। ତୁମ୍ଭେ ଯଦି ଏସବୁ କଥା ଜାଣିଥା’ନ୍ତ ତେବେ ତୁମ୍ଭେ ମୋତେ ମାଗନ୍ତ ଓ ମୁଁ ତୁମ୍ଭକୁ ଜୀବନ୍ତ ଜଳ ଦିଅନ୍ତି।”

11 ସେହି ସ୍ତ୍ରୀଲୋକଟି କହିଲା, “ମହାଶୟ, ଆପଣ କେଉଁଠାରୁ ସେହି ଜୀବନ୍ତ ଜଳ ପାଇବେ? କୂଅତ ଅତି ଗଭୀର ଓ ପାଣି କାଢ଼ିବା ପାଇଁ ଆପଣଙ୍କ ପାଖରେ କିଛି ନାହିଁ। 12 ଆପଣ କ’ଣ ଆମ ପୂର୍ବପୁରୁଷ ଯାକୁବଙ୍କଠାରୁ ଶ୍ରେଷ୍ଠ? ଯାକୁବ ହିଁ ଆମ୍ଭକୁ ଏହି କୂଅ ଦେଇଥିଲେ। ସେ ନିଜେ ଏହି କୂଅରୁ ଜଳ ପିଉଥିଲେ, ତାହାଙ୍କର ପୁତ୍ରମାନେ ଓ ସବୁ ପଶୁମାନେ ମଧ୍ୟ ଏହି କୂଅରୁ ଜଳ ପିଉଥିଲେ।”

13 ଯୀଶୁ ଉତ୍ତର ଦେଲେ, “ପ୍ରତ୍ୟେକ ଲୋକ ଏହି ଜଳ ପାନ କରିବା ପରେ ପୁଣି ତୃଷାର୍ତ୍ତ ହେବ। 14 କିନ୍ତୁ ମୁଁ ଯେଉଁ ଜଳ ପିଇବାକୁ ଦେବି, ତାହା ଯେଉଁ ଲୋକ ପିଇବ ସେ କଦାପି ତୃଷାର୍ତ୍ତ ହେବ ନାହିଁ। ମୁଁ ତାହାଙ୍କୁ ଯେଉଁ ଜଳ ଦେବି, ତାହା ଅନନ୍ତ ଜୀବନ ଜଳର ଝର ସ୍ୱରୁପେ ସର୍ବଦା ପ୍ରବାହିତ ହେବ।”

15 ସେ ସ୍ତ୍ରୀଲୋକଟି ଯୀଶୁଙ୍କୁ କହିଲା, “ମହାଶୟ, ମୋତେ ସେହି ଜଳ ଦିଅନ୍ତୁ। ମୁଁ ଆଉ ଯେପରି ଆଉ କେବେ ତୃଷାର୍ତ୍ତ ହେବି ନାହିଁ। ମୋତେ ଏଠାକୁ ଆଉ କେବେ ଜଳ ନେବା ପାଇଁ ଆସିବାକୁ ପଡ଼ିବ ନାହିଁ।”

16 ଯୀଶୁ ତାକୁ କହିଲେ, “ଯାଅ, ତୁମ୍ଭ ସ୍ୱାମୀଙ୍କୁ ଡାକି ଏଠାକୁ ଆସ।”

17 ସ୍ତ୍ରୀଲୋକଟି କହିଲା, “କିନ୍ତୁ ମୋର ସ୍ୱାମୀ ନାହିଁ।”

ଯୀଶୁ କହିଲେ, “ଠିକ୍ କଥା କହିଛ ତୁମ୍ଭର ସ୍ୱାମୀ ନାହିଁ। 18 ପ୍ରକୃତରେ ତୁମ୍ଭର ପାଞ୍ଚ ଜଣ ସ୍ୱାମୀ ଥିଲେ। ତୁମ୍ଭେ ବର୍ତ୍ତମାନ ଯେଉଁ ଲୋକ ସହିତ ରହିଛ, ସେ ତୁମ୍ଭର ସ୍ୱାମୀ ନୁହେଁ। ତୁମ୍ଭେ ମୋତେ ସତ୍ୟ କହିଲ।”

19 ସ୍ତ୍ରୀଲୋକଟି କହିଲା, “ମହାଶୟ, ମୁଁ ଜାଣିପାରୁଛି, ଆପଣ ଜଣେ ଭବିଷ୍ୟ‌‌‌ଦ୍‌‌‌ବକ୍ତା। 20 ଆମ୍ଭର ପିତୃପୁରୁଷମାନେ ଏହି ପର୍ବତରେ ଉପାସନା କରୁଥିଲେ। କିନ୍ତୁ ଯିହୂଦୀମାନେ କୁହନ୍ତି ଯେ ଯିରୁଶାଲମ ହେଉଛି ଉପାସନା କରିବା ନିମନ୍ତେ ଯଥାର୍ଥ ସ୍ଥାନ।”

21 ଯୀଶୁ ତାହାକୁ କହିଲେ, “ହେ ନାରୀ, ମୋତେ ବିଶ୍ୱାସ କର। ଏପରି ସମୟ ଆସୁଛି ଯେତେବେଳେ ତୁମ୍ଭେମାନେ ପରମପିତାଙ୍କର ଉପାସନା ଏ ପର୍ବତରେ କି ଯିରୁଶାଲମରେ କରିବ ନାହିଁ। 22 ତୁମ୍ଭେ ଶମିରୋଣୀୟମାନେ କିଛି ନ ଜାଣି ନ ବୁଝି ଉପାସନା କର। କିନ୍ତୁ ଆମ୍ଭେ ଯିହୂଦୀମାନେ କାହାକୁ ଉପାସନା କରୁ, ସବୁ ଜାଣୁ। ଯିହୂଦୀମାନଙ୍କଠାରୁ ପରିତ୍ରାଣ ଏ ଜଗତକୁ ଆସେ। 23 ଏପରି ସମୟ ଆସୁଛି, ଯେତେବେଳେ ପ୍ରକୃତ ଉପାସକମାନେ ପରମପିତାଙ୍କୁ ଆତ୍ମା ଓ ସତ୍ୟରେ ଉପାସନା କରିବେ। ସେହି ସମୟ ବର୍ତ୍ତମାନ ଉପସ୍ଥିତ। ସେହିଭଳି ଲୋକମାନଙ୍କୁ, ପରମପିତା ନିଜର ଉପାସକ ରୂପେ ଗ୍ରହଣ କରିବାକୁ ଗ୍ଭହାନ୍ତି। 24 ପରମେଶ୍ୱର ହିଁ ଆତ୍ମା। ତେଣୁ ପରମେଶ୍ୱରଙ୍କ ଉପାସନା କରୁଥିବା ଲୋକମାନେ ଆତ୍ମା ଓ ସତ୍ୟ ସହିତ ତାହାଙ୍କର ଉପାସନା କରିବା ଉଚିତ୍।”

25 ସେହି ସ୍ତ୍ରୀଲୋକଟି କହିଲା, “ମୁଁ ଜାଣେ ଯେ ମଶୀହ ଆସୁଛନ୍ତି।” “ଯେତେବେଳେ ମଶୀହ ଆସିବେ, ସେତେବେଳେ ସେ ଆମ୍ଭମାନଙ୍କୁ ସବୁ କଥା ବୁଝାଇ ଦେବେ।”

26 ଯୀଶୁ ତାହାକୁ କହିଲେ, “ଯେଉଁ ଲୋକ ବର୍ତ୍ତମାନ ତୁମ୍ଭ ସହିତ କଥାବାର୍ତ୍ତା କରୁଛି। ସେ ନିଜେ ମଶୀହ ଅଟେ।”

27 ସେହି ସମୟରେ ଯୀଶୁଙ୍କର ଶିଷ୍ୟମାନେ ନଗରରୁ ଫେରିଲେ। ସେମାନେ ଯୀଶୁଙ୍କୁ ଗୋଟିଏ ସ୍ତ୍ରୀଲୋକ ସହିତ କଥା ହେବା ଦେଖି ଆଶ୍ଚର୍ଯ୍ୟ ହୋଇଗଲେ। କିନ୍ତୁ କେହି ତାହାଙ୍କୁ ଏପରି କିଛି ପ୍ରଶ୍ନ ପଗ୍ଭରିଲେ ନାହିଁ, “ତୁମ୍ଭେ କ’ଣ ଗ୍ଭହଁ?” କିମ୍ବା “ତୁମ୍ଭେ କାହିଁକି ତା’ ସହିତ କଥାବାର୍ତ୍ତା ହେଉଛ?”

28 ତା’ପରେ ସେ ସ୍ତ୍ରୀଲୋକ ତା କଳସୀ ପାଣି ଛାଡ଼ି ନଗରକୁ ଗ୍ଭଲିଗଲା। ସେଠାରେ ପହଞ୍ଚି ସେ ଲୋକମାନଙ୍କୁ କହିଲା, 29 “ମୁଁ ଯାହାକିଛି କରିଛି, ପ୍ରତ୍ୟେକ କଥା ମୋତେ ଜଣେ ଲୋକ କହିଦେଲେ। ତୁମ୍ଭେ ସେହି ଲୋକକୁ ଦେଖିବ ଆସ। ସେ ବୋଧେ ଖ୍ରୀଷ୍ଟ ହୋଇ ପାରନ୍ତି।” 30 ତେଣୁ ଲୋକମାନେ ନଗର ଛାଡ଼ି ଯୀଶୁଙ୍କୁ ଦେଖିବାକୁ ଗଲେ।

31 ସ୍ତ୍ରୀଲୋକଟି ନଗରରେ ଥିବା ସମୟରେ, ଯୀଶୁଙ୍କ ଶିଷ୍ୟମାନେ ତାହାଙ୍କୁ ଅନୁରୋଧ କଲେ, “ଗୁରୁ କିଛି ଭୋଜନ କରନ୍ତୁ।”

32 କିନ୍ତୁ ଯୀଶୁ ଉତ୍ତର ଦେଲେ, “ମୋ’ ପାଖରେ ଏପରି ଖାଦ୍ୟ ଅଛି, ଯାହା ବିଷୟରେ ତୁମ୍ଭେମାନେ ଜାଣ ନାହିଁ।”

33 ତେଣୁ ଶିଷ୍ୟମାନେ ନିଜ ନିଜ ମଧ୍ୟରେ କଥାବାର୍ତ୍ତା ହେଲେ, “ତାହାଙ୍କ ଲାଗି କିଏ ଖାଦ୍ୟ ଆଣିଲା କି?”

34 ଯୀଶୁ କହିଲେ, “ଯେଉଁ ପରମେଶ୍ୱର ମୋତେ ପଠାଇଛନ୍ତି, ତାହାଙ୍କର ଇଚ୍ଛା ପାଳନ କରିବା ଓ ତାହାଙ୍କର କାର୍ଯ୍ୟ ପୂର୍ଣ୍ଣ କରିବା ହେଉଛି ମୋର ଆହାର। 35 ତୁମ୍ଭେମାନେ ଯେତେବେଳେ କିଛି ରୋପଣ କର ସେତେବେଳେ ତୁମ୍ଭେ ସର୍ବଦା କୁହ, ‘ଶସ୍ୟ କଟା ହେବା ପାଇଁ ଆହୁରି ଗ୍ଭରି ମାସ ବାକି ଅଛି।’ କିନ୍ତୁ ମୁଁ ତୁମ୍ଭକୁ କହୁଛି, ତୁମ୍ଭମାନଙ୍କର ଆଖି ଖୋଲ। ଲୋକମାନଙ୍କୁ ଦେଖ। ସେମାନେ ଅମଳ ପାଇଁ ପ୍ରସ୍ତୁତ କ୍ଷେତ୍ରତୁଲ୍ୟ ଅଟନ୍ତି। 36 ବର୍ତ୍ତମାନ ମଧ୍ୟ ଯେଉଁ ଲୋକ ଶସ୍ୟ କାଟେ ତାକୁ ମଜୁରି ଦିଆ ଯାଉଛି। ସେ ଅନନ୍ତ ଜୀବନ ପାଇଁ ଶସ୍ୟ ସଂଗ୍ରହ କରୁଛି। ତେଣୁ ବୁଣାଳି ଓ ‌‌କଟାଳୀ ଉଭୟ ମିଳି ଆନନ୍ଦିତ କରିବେ। 37 କଥାରେ ଅଛି, ‘ଜଣେ ଲୋକ ବୁଣେ ଏବଂ ଅନ୍ୟ ଜଣେ ଫସଲ କାଟେ’, ଏହି ଉକ୍ତିଟି ସତ୍ୟ। 38 ତୁମ୍ଭେ ଯାହା ବୁଣି ନ ଥିଲ ତାହା କାଟିବା ପାଇଁ ମୁଁ ତୁମ୍ଭକୁ ପଠାଇଥିଲି ଅନ୍ୟ ଲୋକମାନେ କାମ କଲେ, ଆଉ ତୁମ୍ଭେମାନେ ସେମାନଙ୍କ କାମରୁ ଲାଭ ପାଇଲ।”

39 ସେ ସହରର ଶମିରୋଣୀୟମାନଙ୍କ ଭିତରୁ ଅନେକ ଯୀଶୁଙ୍କୁ ବିଶ୍ୱାସ କଲେ। ସେ ସ୍ତ୍ରୀଲୋକ ଯୀଶୁଙ୍କ ବିଷୟରେ ଯାହା କହିଥିଲା ସେଥିପାଇଁ ସେମାନେ ବିଶ୍ୱାସ କଲେ। ସେ ସେମାନଙ୍କୁ କହିଲା, “ଯୀଶୁ ମୋତେ ମୁଁ କରିଥିବା ପ୍ରତ୍ୟେକ ଘଟଣାମାନ କହିଲେ।” 40 ଶମିରୋଣୀୟମାନେ ଯୀଶୁଙ୍କ ପାଖକୁ ଗଲେ। ସେମାନେ ତାହାଙ୍କୁ ସେମାନଙ୍କ ସହିତ କିଛି ଦିନ ରହିବା ପାଇଁ ଅନୁରୋଧ କଲେ। ତେଣୁ ଯୀଶୁ ସେଠାରେ ଦୁଇ ଦିନ ରହିଲେ। 41 ଯୀଶୁଙ୍କଠାରୁ ବାଣୀ ଶୁଣି ବହୁତ ଲୋକ ତାହାଙ୍କଠାରେ ବିଶ୍ୱାସ କଲେ।

42 ଲୋକମାନେ ସେ ସ୍ତ୍ରୀକୁ କହିଲେ, “ପ୍ରଥମେ ଆମ୍ଭେ ତୁମ୍ଭ କଥା ଶୁଣି ଯୀଶୁଙ୍କୁ ବିଶ୍ୱାସ କରିଥିଲୁ କିନ୍ତୁ ବର୍ତ୍ତମାନ ଆମ୍ଭେ ନିଜେ ତାହାଙ୍କ କଥା ଶୁଣି ବିଶ୍ୱାସ କରୁଛୁ। ଆମ୍ଭେ ବର୍ତ୍ତମାନ ଜାଣୁଛୁ ଯେ ସେ ହେଉଛନ୍ତି ପ୍ରକୃତରେ ଜଗତର ତ୍ରାଣକର୍ତ୍ତା।”

ଜଣେ ରାଜକର୍ମଗ୍ଭରୀଙ୍କ ପୁତ୍ରକୁ ଯୀଶୁ ସୁସ୍ଥ କଲେ(A)

43 ସେଠାରେ ଦୁଇ ଦିନ ରହିବା ପରେ ଯୀଶୁ ଗାଲିଲୀକୁ ଯାତ୍ରା କଲେ। 44 ଯୀଶୁ ପୂର୍ବରୁ କହିଥିଲେ ଯେ ଜଣେ ଭାବବାଦୀ ନିଜ ଦେଶରେ ସମ୍ମାନ ପାଏନାହିଁ। 45 ପୁଣି ଯୀଶୁ ଯେତେବେଳେ ଗାଲିଲୀରେ ପହଞ୍ଚିଲେ, ସେଠାରେ ଲୋକେ ତାହାଙ୍କୁ ସ୍ୱାଗତ କଲେ। ପୂର୍ବରୁ ଯିରୁଶାଲମରେ ନିସ୍ତାରପର୍ବ ବେଳେ ସେମାନେ ତାହାଙ୍କର କାର୍ଯ୍ୟ ସବୁ ଦେଖିଥିଲେ। ସେହି ଲୋକମାନେ ପର୍ବ ସମୟରେ ମଧ୍ୟ ଉପସ୍ଥିତ ଥିଲେ।

46 ଯୀଶୁ ଗାଲୀଲର କାନ୍ନା ନଗରକୁ ପୁଣି ଥରେ ଗଲେ। କାନ୍ନାରେ ସେ ଜଳକୁ ଦ୍ରାକ୍ଷାରସରେ ପରିଣତ କରିଥିଲେ। ରାଜାଙ୍କର ଜଣେ ମୁଖ୍ୟକର୍ମଗ୍ଭରୀ କଫର୍ନାହୂମ ନଗରରେ ବାସ କରୁଥିଲେ। ଏହି ବ୍ୟକ୍ତିଙ୍କର ପୁତ୍ର ଅସୁସ୍ଥ ଥିଲା। 47 ସେହି ବ୍ୟକ୍ତି ଶୁଣିଲେ ଯେ ଯୀଶୁ ଯିହୂଦା ପ୍ରଦେଶରୁ ଆସିଛନ୍ତି ଓ ବର୍ତ୍ତମାନ ଗାଲିଲୀରେ ଅଛନ୍ତି, ତେଣୁ ସେ ବ୍ୟକ୍ତି କାନ୍ନାରେ ଯୀଶୁଙ୍କୁ ଦେଖାକଲେ। କଫର୍ନାହୂମକୁ ଆସି ତାହାଙ୍କର ପୁତ୍ରକୁ ସୁସ୍ଥ କରିବା ପାଇଁ ସେ ଯୀଶୁଙ୍କୁ ନିବେଦନ କଲେ। ତାହାଙ୍କର ପୁତ୍ର ମୃତ ପ୍ରାୟ ହେଇଥିଲା। 48 ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେମାନେ ଅଲୌକିକ ଓ ଆଶ୍ଚର୍ଯ୍ୟଜନକ କାର୍ଯ୍ୟମାନ ନ ଦେଖିଲେ ତୁମ୍ଭେମାନେ ମୋତେ ବିଶ୍ୱାସ କରିବ ନାହିଁ।”

49 ରାଜକର୍ମଗ୍ଭରୀଜଣକ କହିଲେ, “ମହାଶୟ, ମୋ’ ପୁତ୍ର ମରିବା ପୂର୍ବରୁ ଆପଣ ମୋ’ ଘରକୁ ଆସନ୍ତୁ।”

50 ଯୀଶୁ ଉତ୍ତର ଦେଲେ, “ଯାଅ, ତୁମ୍ଭର ପୁଅ ବଞ୍ଚିବ।”

ଯୀଶୁଙ୍କ କଥା ସେ ବ୍ୟକ୍ତିଟି ଶୁଣି ବିଶ୍ୱାସ କଲେ ଓ ଘରକୁ ଗ୍ଭଲିଗଲେ। 51 ଘରକୁ ଯିବା ବାଟରେ ତାହାଙ୍କର କେତେଜଣ ଗ୍ଭକର ଆସି ତାହାଙ୍କୁ ଭେଟିଲେ। ସେମାନେ ତାହାଙ୍କୁ କହିଲେ, “ତୁମ୍ଭର ପୁଅ ସୁସ୍ଥ ହେଲାଣି।”

52 “ପିଲାର ଅବସ୍ଥା କେଉଁ ସମୟଠାରୁ ଭଲ ଆଡ଼କୁ ଗତି କଲା? ସେ ପଗ୍ଭରିଲେ।

ଗ୍ଭକରମାନେ କହିଲେ, “ଗତକାଲି ପ୍ରାୟ ଗୋଟାଏ ବେଳୁ ତା’ର ଜ୍ୱର ଛାଡ଼ିଗଲା।”

53 “ତୁମ୍ଭର ପୁଅ ବଞ୍ଚିବ,” ବୋଲି ଯୀଶୁ ଠିକ୍ ସେହି ସମୟରେ କହିଥିଲେ, ଏହା ପିଲାର ବାପା ଜାଣିଲେ। ତେଣୁ ସେହି ରାଜକର୍ମଗ୍ଭରୀ ଓ ତାହାଙ୍କର ସମସ୍ତ ପରିବାରବର୍ଗ ଯୀଶୁଙ୍କଠାରେ ବିଶ୍ୱାସ କଲେ।

54 ଯିହୂଦା ପ୍ରଦେଶରୁ ଗାଲିଲୀକୁ ଆସିବା ପରେ ଯୀଶୁଙ୍କର ଏହା ଦ୍ୱିତୀୟ ଆଶ୍ଚର୍ଯ୍ୟକାର୍ଯ୍ୟ ଥିଲା।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center