Print Page Options
Previous Prev Day Next DayNext

M’Cheyne Bible Reading Plan

The classic M'Cheyne plan--read the Old Testament, New Testament, and Psalms or Gospels every day.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ବଂଶାବଳୀର ଦ୍ୱିତୀୟ ପୁସ୍ତକ 17

ଯିହୁଦାର ରାଜା ଯିହୋଶାଫଟ୍

17 ଆସାଙ୍କ ସ୍ଥାନରେ ଯିହୋଶାଫଟ୍ ଯିହୁଦାର ନୂତନ ରାଜା ହେଲେ। ଯିହୋଶାଫଟ୍ ଆସାଙ୍କର ପୁତ୍ର ଥିଲେ। ଯିହୋଶାଫଟ୍ ଯିହୁଦାକୁ ଆହୁରି ବଳିଷ୍ଠ କଲେ, ଯେପରି ସେମାନେ ଇସ୍ରାଏଲ ବିରୁଦ୍ଧରେ ଲଢ଼େଇ କରି ପାରିବେ। ଯିହୁଦାର ଯେଉଁ ସହରଗୁଡ଼ିକ ଦୁର୍ଗମାନଙ୍କରେ ପରିଣତ ହୋଇଥିଲା, ସେ ସେଠାରେ ସୈନ୍ୟମାନଙ୍କୁ ସ୍ଥାପନ କଲେ। ଯିହୋଶାଫଟ୍ ତାଙ୍କର ପିତା ଆସା ଅଧିକାର କରିଥିବା ଯିହୁଦା ଓ ଇଫ୍ରୟିମର ସହରଗୁଡ଼ିକରେ ଦୁର୍ଗମାନ ନିର୍ମାଣ କଲେ।

ସଦାପ୍ରଭୁ ଯିହୋଶାଫ‌ଟଙ୍କ ସହିତ ଥିଲେ, କାରଣ ଯିହୋଶାଫଟ୍ ଆରମ୍ଭରୁ ତାଙ୍କର ପୂର୍ବପୁରୁଷ ଦାଉଦଙ୍କ ତୁଲ୍ୟ ଉତ୍ତମ କର୍ମମାନ କରିଥିଲେ। ଯିହୋଶାଫଟ୍ ବାଲ୍ ପ୍ରତିମାମାନଙ୍କର ଉପାସନା କଲେ ନାହିଁ। ଯିହୋଶାଫ‌ଟଙ୍କର ପୂର୍ବପୁରୁଷମାନେ ଯେଉଁ ପରମେଶ୍ୱରଙ୍କର ଅନୁଗାମୀ ହୋଇଥିଲେ, ଯିହୋଶାଫଟ୍ ତାଙ୍କର ଅନ୍ୱେଷଣ କଲେ। ସେ ପରମେଶ୍ୱରଙ୍କ ଆଜ୍ଞା ସକଳର ଅନୁଗାମୀ ହେଲେ। ସେ ପରମେଶ୍ୱରଙ୍କ ଆଜ୍ଞା ସକଳର ଅନୁଗାମୀ ହେଲେ। ଇସ୍ରାଏଲର ଲୋକମାନେ ଯେପରି ଜୀବନ କାଟୁଥିଲେ, ସେ ସେପ୍ରକାର ଜୀବନ କାଟୁ ନ ଥିଲେ। ସଦାପ୍ରଭୁ ଯିହୋଶାଫ‌ଟଙ୍କୁ ଯିହୁଦାର ଏକ ଅତି ଶକ୍ତିଶାଳୀ ରାଜା କଲେ। ଯିହୁଦାର ସମସ୍ତ ଲୋକ ଯିହୋଶାଫ‌ଟଙ୍କ ନିମନ୍ତେ ଉପହାରମାନ ଆଣିଲେ। ତେଣୁ ଯିହୋଶାଫଟଙ୍କର ଧନସମ୍ପଦ ଓ ସମ୍ମାନ ପ୍ରଚୁର ହେଲା। ଯିହୋଶାଫଟ୍ ସମ୍ପୂର୍ଣ୍ଣ ଆନ୍ତରିକତାର ସହିତ ସଦାପ୍ରଭୁଙ୍କୁ ଉତ୍ସର୍ଗୀକୃତ ହୋଇଥିଲେ। ସେ ସମସ୍ତ ଉଚ୍ଚସ୍ଥାନ ଓ ଆଶେରା ସ୍ତମ୍ଭଗୁଡ଼ିକୁ ଯିହୁଦା ଦେଶରୁ ଫୋପାଡ଼ି ଦେଲେ।

ଯିହୋଶାଫଟ୍ ତାଙ୍କର ନେତାଗଣଙ୍କୁ ଯିହୁଦାର ସହରମାନଙ୍କୁ ଶିକ୍ଷା ଦେବା ନିମନ୍ତେ ପଠାଇଲେ। ଏହା ଯିହୋଶାଫ‌ଟଙ୍କ ରାଜତ୍ୱର ତୃତୀୟ ବର୍ଷରେ ଘଟିଲା। ସେହି ନେତାମାନେ ଥିଲେ ବି‌ନ୍‌ହୟିଲ, ଓବଦିୟ, ଯିଖରିୟ, ନଥନେଲ୍ ଓ ମୀଖାୟ। ଯିହୋଶାଫ‌ଟ୍‌ ଏହି ନେତାମାନଙ୍କ ସହିତ ଲେବୀୟମାନଙ୍କୁ ମଧ୍ୟ ପଠାଇଲେ। ସେହି ଲେବୀୟମାନେ ଥିଲେ ଶମୟିୟ, ସ‌ବ୍‌ଦିୟ, ଅସାହେଲ୍, ଶମୀରାମୋତ୍, ଯିହୋନାଥନ, ଅଦୋନିୟ, ଟୋବିୟ, ଟୋବଦୋନିୟ, ଇଲୀଶାମା, ଯିହୋରାମ ଓ ଯାଜକମାନଙ୍କୁ ମଧ୍ୟ ପଠାଇଲେ। ସେହି ନେତା ଓ ଲେବୀୟ ଓ ଯାଜକମାନେ ଯିହୁଦାର ଲୋକମାନଙ୍କୁ ଶିକ୍ଷା ଦେଲେ। ସେମାନଙ୍କ ନିକଟରେ “ସଦାପ୍ରଭୁଙ୍କ ନିୟମପୁସ୍ତକ” ଥିଲା। ସେମାନେ ଯିହୁଦାର ସମସ୍ତ ସହର ମଧ୍ୟଦେଇ ଗଲେ ଓ ଲୋକମାନଙ୍କୁ ଶିକ୍ଷା ଦେଲେ।

10 ଯିହୁଦା ନିକଟସ୍ଥ ଦେଶଗୁଡ଼ିକ ସଦାପ୍ରଭୁଙ୍କୁ ଭୟ କରୁଥିଲେ। ସେଥି ନିମନ୍ତେ ସେମାନେ ଯିହୋଶାଫ‌ଟଙ୍କ ବିରୁଦ୍ଧରେ ଯୁଦ୍ଧ ଆରମ୍ଭ କଲେ ନାହିଁ। 11 କେତେକ ପଲେଷ୍ଟୀୟ ଲୋକ ଯିହୋଶାଫ‌ଟଙ୍କ ନିମନ୍ତେ ଉପହାରମାନ ଆଣିଲେ। ଆହୁରି ମଧ୍ୟ ସେମାନେ ଯିହୋଶାଫ‌ଟଙ୍କ ନିମନ୍ତେ ରୂପା ଆଣିଲେ। କେତେକ ଆରବୀୟ ଲୋକ ଯିହୋଶାଫ‌ଟଙ୍କ ନିମନ୍ତେ ପଶୁପଲ ଭେଟୀ ସ୍ୱରୂପେ ଆଣିଲେ। ସେମାନେ ତାଙ୍କୁ 7700 ଗୋଟି ଛେଳି ଓ 7700 ଗୋଟି ମେଣ୍ଢା ଦେଲେ।

12 ଯିହୋଶାଫଟ୍ କ୍ରମେ ଅଧିକରୁ ଅଧିକ ପରାକ୍ରମୀ ହୋଇ ଉଠିଲେ। ସେ ଯିହୁଦା ଦେଶରେ ଅନେକ ଦୁର୍ଗ ଓ ଭଣ୍ଡାର ନଗରମାନ ନିର୍ମାଣ କଲେ। 13 ସେ ଯିହୁଦା ନଗରରେ ବହୁତ କିଛି ରଖିଲେ। ଆଉ ଯିହୋଶାଫଟ୍ ଯିରୁଶାଲମରେ ତାଲିମପ୍ରାପ୍ତ ସୈନ୍ୟମାନଙ୍କୁ ରଖିଲେ। 14 ସେହି ସୈନ୍ୟମାନଙ୍କୁ ସେମାନଙ୍କ ପରିବାରବର୍ଗରେ ତାଲିକାଭୁକ୍ତ କରାଗଲା। ଯିରୁଶାଲମରେ ଅବସ୍ଥାପିତ ସେହି ସୈନ୍ୟମାନଙ୍କର ତାଲିକା ଏହି:

ଯିହୁଦା ଗୋଷ୍ଠୀରୁ, ଏହି ଲୋକମାନେ ହଜାର ହଜାର ସୈନ୍ୟଙ୍କର ସେନାପତି ଥିଲେ: ଅଦ୍ମ 300,000 ସୈନ୍ୟଙ୍କର ସେନାଧ୍ୟକ୍ଷ ଥିଲେ।

15 ଯିହୋହାନନ୍ 280,000 ସୈନ୍ୟଙ୍କର ସେନାଧ୍ୟକ୍ଷ ଥିଲେ,

16 ଅମସିୟ 200,000 ସୈନ୍ୟଙ୍କର ସେନାଧ୍ୟକ୍ଷ ଥିଲେ। ସିଖ୍ରିଙ୍କର ପୁତ୍ର ଅମସିୟ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ ଶପଥ କରିଥିଲେ।

17 ବିନ୍ୟାମୀନ୍ ଗୋଷ୍ଠୀର ଏହିମାନେ ସେନାଧ୍ୟକ୍ଷ ଥିଲେ: ଇଲିୟାଦାଙ୍କର 200,000 ଜଣ ସୈନ୍ୟ ଥିଲେ, ଯେଉଁମାନେ ଧନୁ, ତୀର ଓ ଢାଲ ବ୍ୟବହାର କରୁଥିଲେ। ଇଲିୟାଦା ଜଣେ ଅତି ସାହସୀ ସୈନ୍ୟ ଥିଲେ।

18 ଯୁଦ୍ଧ ନିମନ୍ତେ ପ୍ରସ୍ତୁତ ଯିହଷାବଦଙ୍କର 180,000 ଜଣ ସୈନ୍ୟ ଥିଲେ।

19 ସେହିସବୁ ସୈନ୍ୟମାନେ ରାଜା ଯିହୋଶାଫ‌ଟଙ୍କର ସେବା କରୁଥିଲେ। ଯିହୁଦା ଦେଶସାରା ଥିବା ଦୁର୍ଗଗୁଡ଼ିକରେ ରାଜାଙ୍କର ଆହୁରି ଅନ୍ୟ ଲୋକମାନେ ମଧ୍ୟ ଥିଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6

ତା’ପରେ ମୁଁ ମେଷଶାବକଙ୍କୁ ପୁସ୍ତକର ସାତମୁଦ୍ରାଙ୍କ ମଧ୍ୟରୁ ପ୍ରଥମ ମୁଦ୍ରାକୁ ଭାଙ୍ଗିବାର ଦେଖିଲି। ସେହି ଗ୍ଭରି ଜଣ ଜୀବିତ ପ୍ରାଣୀଙ୍କ ମଧ୍ୟରୁ ଜଣେ ବଜ୍ର ପରି ଉଚ୍ଚ ସ୍ୱରରେ କହିଲେ, “ଆସ” ସେଥିରେ ମୁଁ ମୋର ସମ୍ମୁଖରେ ଗୋଟିଏ ଧଳା ଘୋଡ଼ା ଦେଖିଲି। ସେହି ଘୋଡ଼ାର ଆରୋହୀଜଣକ ଗୋଟିଏ ଧନୁ ଧରିଥିଲେ। ତାହାଙ୍କୁ ଗୋଟିଏ ମୁକୁଟ ଦିଆଗଲା। ସେ ବିଜୟୀ ହୋଇ ଆହୁରି ଜୟ କରିବାକୁ ବାହାରିଗଲେ।

ତା’ପରେ ମେଷଶାବକ ଦ୍ୱିତୀୟ ମୁଦ୍ରା ଭାଙ୍ଗିଲେ। ମୁଁ ଦ୍ୱିତୀୟ ଜୀବିତ ପ୍ରାଣୀଙ୍କୁ ଏହା କହିବାର ଶୁଣିଲି, “ଆସ”। ତା’ପରେ ଆଉ ଗୋଟିଏ ଲାଭ ଘୋଡ଼ା ଆସିଲା। ସେହି ଘୋଡ଼ାର ଆରୋହୀଙ୍କୁ ଗୋଟିଏ ବଡ଼ ଖଣ୍ଡା ଦିଆଗଲା। ତାହାଙ୍କୁ ଜଗତରୁ ଶାନ୍ତି ଲୋପ କରିବାକୁ କ୍ଷମତା ଦିଆଗଲା। ଲୋକମାନେ ଯେପରି ପରସ୍ପରକୁ ମାରିଦେବେ, ସେଥିପାଇଁ ସେ ଅନୁମତି ଓ ଶକ୍ତି ପାଇଲେ।

ତା’ପରେ ମେଷଶାବକ ତୃତୀୟ ମୁଦ୍ରା ଭାଙ୍ଗିଲେ। ସେତେବେଳେ ତୃତୀୟ ଜୀବିତ ପ୍ରାଣୀଙ୍କୁ ଏହା କହିବାର ମୁଁ ଶୁଣିଲି, “ଆସ।” ସେତେବେଳେ ମୋ’ ସମ୍ମୁଖରେ ଗୋଟିଏ କଳାରଙ୍ଗର ଘୋଡ଼ା ଥିଲା। ତାହାର ଆରୋହୀଙ୍କ ହାତରେ ଗୋଟିଏ ତରାଜୁ ଥିଲା। ତା’ପରେ ଗ୍ଭରି ଜୀବିତ ପ୍ରାଣୀଙ୍କ ମଧ୍ୟରୁ କେହି ଜଣେ କହିଲା ପରି ମୋତେ ଗୋଟିଏ ସ୍ୱର ଶୁଭିଲା। ସେ ସ୍ୱର କହୁଥିଲା, “ଗୋଟିଏ ଦିନକର ମଜୁରୀ ଏକ କିଲୋ ଗହମ, ଗୋଟିଏ ଦିନକର ମଜୁରୀ ତିନି କିଲୋ ଯବ ହେବ। କିନ୍ତୁ ତେଲ ଓ ଅଙ୍ଗୁରରସର କ୍ଷତି କର ନାହିଁ।”

ମେଷଶାବକ ଚତୁର୍ଥ ମୁଦ୍ରା ଭାଙ୍ଗିଲେ। ମୁଁ ଚତୁର୍ଥ ଜୀବିତ ପ୍ରାଣୀଙ୍କର କହିବାର ଶୁଣିଲି, “ଆସ।” ଆଉ, ମୁଁ ଧୂସରରଙ୍ଗର ଗୋଟିଏ ଘୋଡ଼ା ଦେଖିଲି। ତାହାର ଆରୋହୀଙ୍କର ନାମ ଥିଲା, ‘ମୃତ୍ୟୁ’। ପାତାଳ ତାହାଙ୍କର ଅନୁଗମନ କରୁଥିଲା। ପୃଥିବୀର ଏକ ଚତୁର୍ଥାଂଶ ଉପରେ ସେମାନଙ୍କୁ କ୍ଷମତା ଦିଆଯାଇଥିଲା। ସେମାନଙ୍କୁ ଖ‌‌ଡ଼୍‌ଗ, ଅନାହାର, ରୋଗ ଓ ପୃଥିବୀର ବନ୍ୟ ପଶୁଙ୍କ ଦ୍ୱାରା ଲୋକମାନଙ୍କୁ ମାରିଦେବାକୁ ଶକ୍ତି ଦିଆଗଲା।

ମେଷଶାବକ ପଞ୍ଚମ ମୁଦ୍ରା ଫିଟାଇଲେ। ସେତେବେଳେ ମୁଁ ବେଦୀ ତଳେ କେତେକ ଆତ୍ମାକୁ ଦେଖିଲି। ପରମେଶ୍ୱରଙ୍କର ବାକ୍ୟ ପ୍ରତି ବିଶ୍ୱସ୍ତ ଥିବାରୁ ଓ ସେମାନେ ଦେଉଥିବା ସାକ୍ଷ୍ୟ ହେତୁ ଯେଉଁମାନଙ୍କୁ ମାରିଦିଆଯାଉଥିଲା, ସେଗୁଡ଼ିକ ହେଉଛି, ସେହି ଲୋକମାନଙ୍କର ଆତ୍ମା। 10 ସେହି ଆତ୍ମାମାନେ ଉଚ୍ଚ ସ୍ୱରରେ ଚିତ୍କାର କଲେ, “ହେ ପବିତ୍ର, ଓ ସତ୍ୟ ପ୍ରଭୁ! ଆମ୍ଭମାନଙ୍କୁ ହତ୍ୟା କରିଥିବାରୁ ତୁମ୍ଭେ ଏ ପୃଥିବୀର ଲୋକମାନଙ୍କର ବିଗ୍ଭର କର। ସେମାନଙ୍କୁ ଦଣ୍ଡ ଦେବାକୁ ଆଉ କେତେ କାଳ ଆମ୍ଭକୁ ଅପେକ୍ଷା କରିବାକୁ ପଡ଼ିବ?” 11 ତା’ପରେ ପ୍ରତ୍ୟେକ ଆତ୍ମାଙ୍କୁ ଗୋଟିଏ ଗୋଟିଏ ଧଳା ରାଜ ପୋଷାକ ଦିଆଗଲା। ସେମାନଙ୍କୁ ଆଉ ଅଳ୍ପ ସମୟ ଅପେକ୍ଷା କରିବାକୁ କୁହାଗଲା। ଖ୍ରୀଷ୍ଟଙ୍କଠାରେ ଥିବା ସେମାନଙ୍କର ଅନ୍ୟସବୁ ଭାଇମାନଙ୍କୁ ସେମାନଙ୍କ ପରି ହତ୍ୟା କରାଯିବା ପର୍ଯ୍ୟନ୍ତ ଓ ସେମାନଙ୍କ ସମ୍ପୂର୍ଣ୍ଣ ହେବା ପର୍ଯ୍ୟନ୍ତ ଏହି ଆତ୍ମାମାନଙ୍କୁ ଅପେକ୍ଷା କରିବାକୁ କୁହାଗଲା। ଅତଏବ, ଏହି ହତ୍ୟାର ସବୁକିଛି ସରିବା ପର୍ଯ୍ୟନ୍ତ ସେମାନଙ୍କୁ ଅପେକ୍ଷା କରିବାକୁ କୁହାଗଲା।

12 ତା’ପରେ ମୁଁ ମେଷଶାବକଙ୍କୁ ଷଷ୍ଠ ମୁଦ୍ରା ଭାଙ୍ଗିବାର ଦେଖିଲି। ସେତେବେଳେ ଭୀଷଣ ଭୂମିକମ୍ପ ହେଲା। ସୂର୍ଯ୍ୟ ଲୋମରେ ତିଆରି ହୋଇଥିବା କଳାକମ୍ବଳ ପରି କଳାବର୍ଣ୍ଣ ହୋଇଗଲା। ପୂର୍ଣ୍ଣଚନ୍ଦ୍ର ସମ୍ପୂର୍ଣ୍ଣ ଭାବରେ ରକ୍ତ ପରି ଲାଲବର୍ଣ୍ଣ ହୋଇଗଲା। 13 ପ୍ରବଳ ଝଡ଼ରେ ଦୋହଲି ଡିମିରିଗଛରୁ ଅପକ୍ୱ ଡିମିରି ଫଳ ଝଡ଼ି ପଡ଼ିଲା ପରି ଆକାଶର ତାରାଗଣ ପୃଥିବୀରେ ଝଡ଼ି ପଡ଼ିଲେ। 14 ଆକାଶ ଭାଗଭାଗ ହୋଇଗଲା ଓ ଚର୍ମପତ୍ର ଭଳି ଗୁଡ଼େଇ ହୋଇଗଲା। ପର୍ବତ ଓ ଦ୍ୱୀପସମୂହ ନିଜ ନିଜ ସ୍ଥାନରୁ ସ୍ଥାନଚ୍ୟୁତ ହୋଇଗଲେ।

15 ତା’ପରେ ସମସ୍ତ ଲୋକମାନେ ଗୁମ୍ଫା ଓ ପର୍ବତର ପଛପଟେ ଲୁଚିଲେ। ସେମାନଙ୍କ ଭିତରେ ପୃଥିବୀର ରାଜାମାନେ, ଶାସକମାନେ, ସେନାପତିମାନେ, ଧନୀଲୋକମାନେ ଓ ଶକ୍ତିଶାଳୀ ଲୋକମାନେ ଥିଲେ। ପ୍ରତ୍ୟେକ ବ୍ୟକ୍ତି, ଦାସ ଓ ମୁକ୍ତ ଲୋକମାନେ ନିଜକୁ ଲୁଗ୍ଭଇ ରଖିଲେ। 16 ଲୋକମାନେ ପର୍ବତ ଓ ଶିଳାଗୁଡ଼ିକୁ କହିଲେ, “ଆମ୍ଭ ଉପରେ ଖସି ପଡ଼। ସିଂହାସନରେ ଯିଏ ବସିଛନ୍ତି, ତାହାଙ୍କ ସମ୍ମୁଖରୁ ଓ ମେଷଶାବକଙ୍କ କ୍ରୋଧରୁ ଆମ୍ଭମାନଙ୍କୁ ଲୁଗ୍ଭଅ। 17 ସେମାନଙ୍କର କ୍ରୋଧର ମହାଦିନ ଆସି ଗଲାଣି। ଏହା ବିରୁଦ୍ଧରେ କେହି ଠିଆ ହୋଇ ପାରିବେ ନାହିଁ।”

ଯିଖରିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 2

ପରିମିତ ଯିରୁଶାଲମ

ତା’ପରେ ଉପରକୁ ଗ୍ଭହିଁଲି, ଏବଂ ହସ୍ତରେ ପରିମାପକ ରଜ୍ଜୁ ଧରିଥିବା ଏକ ବ୍ୟକ୍ତିଙ୍କୁ ଦେଖିଲି। ମୁଁ ତାଙ୍କୁ ପଗ୍ଭରିଲି, “ତୁମ୍ଭେ କେଉଁଆଡ଼େ ଯାଉଅଛ?”

ସେ ଉତ୍ତର ଦେଲେ, “ମୁଁ ଯିରୁଶାଲମର ଦୈର୍ଘ ଓ ପ୍ରସ୍ଥ ମାପିବାକୁ ଯାଉଅଛି।”

ତା’ପରେ ମୋ’ ସହିତ ଆଳାପ କରୁଥିବା ସ୍ୱର୍ଗଦୂତ ବାହାରି ଆସିଲେ ଏବଂ ଅନ୍ୟ ଜଣେ ସ୍ୱର୍ଗଦୂତ ବାହାରି ତାଙ୍କ ସହିତ କଥା ହେଲେ। ସେ ତାଙ୍କୁ କହିଲେ, “ଦୌଡ଼ିକରି ଯାଅ ଏବଂ ସେହି ଯୁବକଙ୍କୁ କୁହ!

‘ଯିରୁଶାଲମ ଏକ ପ୍ରାଚୀର ବିହୀନ ନଗରୀ ହେବ।
    କାରଣ ସେଠାରେ ବହୁ ସଂଖ୍ୟାରେ ଲୋକ ଓ ପଶୁମାନେ ମଧ୍ୟସ୍ଥାନରେ ବାସ କରିବେ।’
ସଦାପ୍ରଭୁ କୁହନ୍ତି,
‘ଆମ୍ଭେ ତା’ର ଚତୁର୍ଦ୍ଦିଗରେ ତା’ର ସୁରକ୍ଷା ପାଇଁ ଅଗ୍ନିର ପ୍ରାଚୀର ତୁଲ୍ୟ ହେବା।
    ଆମ୍ଭେ ତାକୁ ଆମ୍ଭର ମହିମାରେ ପୂର୍ଣ୍ଣ କରିବା।’”

ପରମେଶ୍ୱର ଆପଣା ସନ୍ତାନମାନଙ୍କୁ ଗୃହକୁ ଡାକନ୍ତି

ସଦାପ୍ରଭୁ କୁହନ୍ତି,
“ଉତ୍ତର ଦେଶରୁ ପଳାୟନ କର।
    ହଁ, ଏହା ସତ୍ୟ ଯେ,
ଆମ୍ଭେ ତୁମ୍ଭର ଲୋକମାନଙ୍କୁ
    ଆକାଶର ଚତୁର୍ଦ୍ଦିଗ ବାୟୁ ତୁଲ୍ୟ ବିସ୍ତୃତ କରିଅଛୁ।
ବର୍ତ୍ତମାନ ବାବିଲରେ ବାସ କରୁଥିବା, ତୁମ୍ଭେ ସିୟୋନର ଲୋକମାନେ,
    ତୁମ୍ଭମାନଙ୍କର ମୁକ୍ତି ପାଇଁ ଦୌଡ଼ନ୍ତି।
ସେହି ନଗରୀରୁ ଶୀଘ୍ର ଦୂରକୁ ଗ୍ଭଲିଯାଅ।”
    ସର୍ବଶକ୍ତିମାନ ସଦାପ୍ରଭୁ ଏହା ହିଁ କୁହନ୍ତି।
“ସେ ଆମ୍ଭକୁ ସେହି ଦେଶମାନଙ୍କଠାରୁ ତୁମ୍ଭମାନଙ୍କୁ ଫେରାଇ ଆଣିବା ପାଇଁ ପଠାଇଲେ, ଯେଉଁମାନେ ତୁମ୍ଭକୁ ଲୁଟିଥିଲେ।
    ତୁମ୍ଭେମାନେ ତାଙ୍କର ଗୌରବ।
କାରଣ ଯିଏ ତୁମ୍ଭର କ୍ଷତି କରୁଛି
    ସେ ସେହି ଲୋକପାଇଁ କ୍ଷତି କରୁଛି ଯିଏ ପରମେଶ୍ୱରଙ୍କ ପାଇଁ ମୂଲ୍ୟବାନ।
ବାବିଲର ଲୋକମାନେ ଆମ୍ଭ ଲୋକମାନଙ୍କୁ କ୍ରୀତଦାସ କଲେ।
    କିନ୍ତୁ ଆମ୍ଭେ ଆମ୍ଭର ହସ୍ତ ସେମାନଙ୍କ ବିରୁଦ୍ଧରେ ଉଠାଇବା ଏବଂ ସେହି ଲୋକମାନେ ଆମ୍ଭ ଲୋକମାନଙ୍କ ଦ୍ୱାରା ଲୁଟିତ ହେବେ।”
ତା’ପରେ ତୁମ୍ଭେ ଜାଣିବ ସଦାପ୍ରଭୁ ସର୍ବଶକ୍ତିମାନ
    ମୋତେ ପଠାଇଥିଲେ।

10 ସଦାପ୍ରଭୁ କୁହନ୍ତି,
“ହେ ସିୟୋନର କନ୍ୟା ଆନନ୍ଦରେ ଚିତ୍କାର କର ଏବଂ ଖୁସୀ ହୁଅ।
    କାରଣ ତୁମ୍ଭ ସହିତ ନଗରରେ ବାସ କରିବା ପାଇଁ ଆମ୍ଭେ ଆସୁଛୁ।
11 ସେହି ଦିନରେ, ଅନେକ ଦେଶର ଲୋକମାନେ
    ପରମେଶ୍ୱରଙ୍କ ନିକଟକୁ ଆସିବେ।
ସେମାନେ ଆମ୍ଭର ଲୋକ ହେବେ।
    ଆଉ ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ବାସ କରିବା।”
ସେତେବେଳେ ତୁମ୍ଭେ ଜାଣିବ ସର୍ବଶକ୍ତିମାନ ସଦାପ୍ରଭୁ
    ମୋତେ ତୁମ୍ଭ ନିକଟକୁ ପ୍ରେରଣ କରିଛନ୍ତି।

12 ସେହି ପବିତ୍ର ଭୂମିରେ ଯିହୁଦା ପରମେଶ୍ୱରଙ୍କର ଅଂଶ ହେବ।
    ସଦାପ୍ରଭୁ ପୁନର୍ବାର ଯିରୁଶାଲମକୁ ତାଙ୍କର ସ୍ୱତନ୍ତ୍ର ନଗରରୂପେ ବାଛିବେ।
13 ସମସ୍ତ ଲୋକମାନେ, ନୀରବ ହୁଅ।
    ସଦାପ୍ରଭୁ ତାଙ୍କର ପବିତ୍ର ଗୃହରୁ ଆସୁଛନ୍ତି।

ଯୋହନ ଲିଖିତ ସୁସମାଗ୍ଭର 5

ପୋଖରୀ ପାଖରେ ଯୀଶୁ ଜଣେ ଲୋକକୁ ସୁସ୍ଥ କଲେ

ଏହା ପରେ ଯୀଶୁ ଯିହୂଦୀମାନଙ୍କର ଗୋଟିଏ ବିଶେଷ ପର୍ବ ଥିବାରୁ ସେ ଯିରୁଶାଲମକୁ ଗଲେ। ଯିରୁଶାଲମରେ ପାଞ୍ଚୋଟି ମଣ୍ଡପ ଥିବା ଗୋଟିଏ ପୋଖରୀ ଥିଲା। ଯିହୂଦୀ ଭାଷାରେ ଏହାକୁ ବେ‌‌ଥ୍‌‌ସଦା ବା ଦୟାଗୃହ କହନ୍ତି। ଏହା ମେଷଦ୍ୱାର ପାଖରେ ଥିଲା। ବହୁତ ଅସୁସ୍ଥ ଲୋକେ ପୋଖରୀ ପାଖ ମଣ୍ଡପ ଗୁଡ଼ିକରେ ପଡ଼ି ରହୁଥିଲେ। ସେମାନଙ୍କ ମଧ୍ୟରୁ କେତେକ ଅନ୍ଧ, ଛୋଟା ଓ ପକ୍ଷାଘାତଗ୍ରସ୍ତ ରୋଗୀ ଥିଲେ। [a] ଏହାର କାରଣ, ଜଣେ ସ୍ୱର୍ଗଦୂତ ବେଳେବେଳ ଆସି ପୋଖରୀର ପାଣିକୁ ହଲାଉଥିଲେ। ସେତେବେଳେ ଯେଉଁ ରୋଗୀ ପ୍ରଥମେ ପାଣି ଭିତରକୁ ଯାଉଥିଲା, ସେ ସୁସ୍ଥ ହୋଇ ଯାଉଥିଲା। ସେଠାରେ ଜଣେ ଲୋକ ପଡ଼ିରହିଥିଲା, ସେ ବିଗତ 38 ବର୍ଷଧରି ରୋଗଗ୍ରସ୍ତ ଥିଲା। ଯୀଶୁ ସେହି ଲୋକକୁ ସେଠାରେ ପଡ଼ି ରହିଥିବା ଦେଖିଲେ। ସେ ଜାଣିଲେ ଯେ, ସେ ଲୋକଟି ବହୁତ ବର୍ଷ ହେଲାଣି ରୋଗରେ ପଡ଼ିଛି। ତେଣୁ ଯୀଶୁ ତାକୁ ପଗ୍ଭରିଲେ, “ତୁମ୍ଭେ କ’ଣ ସୁସ୍ଥ ହେବାକୁ ଗ୍ଭହଁ?”

ସେ ରୋଗୀଟି ଉତ୍ତର ଦେଲା, “ମହାଶୟ, ପାଣି ହଲିବା ସମୟରେ ପାଣି ଭିତରକୁ ଯିବାରେ ସାହାଯ୍ୟ କରିବା ପାଇଁ ମୋର କେହି ଲୋକ ନାହାନ୍ତି। ମୁଁ ପ୍ରଥମେ ପାଣି ଭିତରକୁ ଯିବା ପାଇଁ ଚେଷ୍ଟା କଲାବେଳେ ଅନ୍ୟ ଜଣେ ମୋ’ ପୂର୍ବରୁ ପାଣି ଭିତରକୁ ଗ୍ଭଲିଯାଆନ୍ତି।”

ତା’ପରେ ଯୀଶୁ କହିଲେ, “ଠିଆ ହୁଅ। ତୁମ୍ଭର ବିଛଣା ଉଠାଇ ଗ୍ଭଲ।” ସଙ୍ଗେ ସଙ୍ଗେ ଲୋକଟି ସୁସ୍ଥ ହୋଇଗଲା। ସେ ତା’ ବିଛଣା ଉଠେଇ ଗ୍ଭଲିବାକୁ ଆରମ୍ଭ କଲା।

ଏହି ଘଟଣା ବିଶ୍ରାମବାରର ଦିନ ହୋଇଥିଲା। 10 ତେଣୁ ଯିହୂଦୀମାନେ ସୁସ୍ଥ ହୋଇଥିବା ଲୋକକୁ କହିଲେ, “ଆଜି ବିଶ୍ରାମବାର। ବିଶ୍ରାମବାରରେ ତୁମ୍ଭେ ବିଛଣା ବୋହି ନେଇ ଯିବା ଆମ୍ଭର ନିୟମ ବିରୁଦ୍ଧ କାର୍ଯ୍ୟ।”

11 କିନ୍ତୁ ଲୋକଟି କହିଲା, “ମୋତେ ଯିଏ ସୁସ୍ଥ କଲେ, ସେ ମୋତେ କହିଲେ ‘ତୁମ୍ଭର ବିଛଣା ନିଅ ଓ ଗ୍ଭଲ।’”

12 ଯିହୂଦୀମାନେ ସେ ଲୋକକୁ ପଗ୍ଭରିଲେ, “ଯିଏ ତୁମ୍ଭକୁ ଆଜି ବିଛଣା ଉଠେଇ ଗ୍ଭଲିବାକୁ କହିଲା, ସେ କିଏ?”

13 କିନ୍ତୁ ସୁସ୍ଥ ହୋଇଥିବା ଲୋକଟି, ସେ ବ୍ୟକ୍ତିଟି କିଏ ତାହା ଜାଣି ନ ଥିଲା। ସେହି ଜାଗାରେ ବହୁତ ଲୋକଥିଲେ ଓ ଯୀଶୁ ସେଠାରୁ ଗ୍ଭଲି ଯାଇଥିଲେ।

14 ପରେ ଯୀଶୁ ସେହି ଲୋକକୁ ମନ୍ଦିର ପରିସରରେ ଦେଖିଲେ। ସେ ତାକୁ କହିଲେ, “ଦେଖ, ତୁମ୍ଭେ ବର୍ତ୍ତମାନ ସୁସ୍ଥ ହୋଇ ଯାଇଛ। ତେଣୁ ତୁମ୍ଭେ ଆଉ ପାପ କର ନାହିଁ। ଯଦି ତୁମ୍ଭେ ପାପ କରିବ, ତେବେ ତୁମ୍ଭର ଏହାଠାରୁ ଅଧିକ କ୍ଷତି ହୋଇପାରେ।”

15 ତା’ପରେ ଲୋକଟି ସେହି ଯିହୂଦୀମାନଙ୍କ ପାଖକୁ ଗଲା। ସେ ସେମାନଙ୍କୁ କହିଲା ଯେ ଯୀଶୁ ତାକୁ ସୁସ୍ଥ କରିଛନ୍ତି।

16 ଯୀଶୁ ବିଶ୍ରାମବାରରେ ଏହିସବୁ (ସୁସ୍ଥ) କାର୍ଯ୍ୟ କରୁଥିଲେ। ତେଣୁ ଯିହୂଦୀମାନେ ଯୀଶୁଙ୍କ ପ୍ରତି ଖରାପ ବ୍ୟବହାର କରିବା ଆରମ୍ଭ କଲେ। 17 କିନ୍ତୁ ଯୀଶୁ ଯିହୂଦୀମାନଙ୍କୁ କହିଲେ, “ମୋର ପିତା ସର୍ବଦା କାର୍ଯ୍ୟରତ, ଅତଏବ ମୁଁ ମଧ୍ୟ କାର୍ଯ୍ୟ କରେ।”

18 ଏଥିପାଇଁ ଯିହୂଦୀ ନେତାମାନେ ତାହାଙ୍କୁ ହତ୍ୟା କରିବା ପାଇଁ ଆହୁରି ଅଧିକ ଚେଷ୍ଟା କଲେ। ଯିହୂଦୀମାନେ କହିଲେ, “ପ୍ରଥମେ ଯୀଶୁ ବିଶ୍ରାମବାରର ନିୟମ ଭାଙ୍ଗିଲେ। ତା’ପରେ ସେ ପରମେଶ୍ୱରଙ୍କୁ ନିଜର ପିତା ବୋଲି କହିଲେ। ସେ ନିଜକୁ ପରମେଶ୍ୱରଙ୍କ ସହିତ ସମାନ କଲେ।”

ଯୀଶୁଙ୍କଠାରେ ପରମେଶ୍ୱରଙ୍କ ଶକ୍ତି ଅଛି

19 କିନ୍ତୁ ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ପୁତ୍ର ଏକାକୀ କିଛି କରି ପାରନ୍ତି ନାହିଁ। ଯାହା ତାହାଙ୍କ ପିତା କରୁଥିବା ପୁତ୍ର ଦେଖନ୍ତି, ସେ ତାହା ହିଁ କରନ୍ତି କାରଣ ପିତା ଯାହା କରନ୍ତି ପୁତ୍ର ମଧ୍ୟ ସେହିସବୁ କରନ୍ତି। 20 ପିତା ପୁତ୍ରକୁ ପ୍ରେମ କରନ୍ତି। ପିତା ନିଜେ କରିଥିବା ପ୍ରତ୍ୟେକ କାର୍ଯ୍ୟ ପୁତ୍ରକୁ ଦେଖାନ୍ତି। ଏହି ରୋଗୀଟି ସୁସ୍ଥ ହୋଇଗଲା। ଆଉ ତୁମ୍ଭେମାନେ ଯେପରି ଆଶ୍ଚର୍ଯ୍ୟାନ୍ୱିତ ହୁଅ, ଏ ନିମନ୍ତେ ପିତା ପୁତ୍ରଙ୍କୁ ଏହାଠାରୁ ଆହୁରି ମହତ୍ କର୍ମ ଦେଖାଇବେ। 21 ପରମପିତା ମୃତ ଲୋକଙ୍କୁ ଉଠାନ୍ତି ଓ ସେମାନଙ୍କୁ ଜୀବନ ଦାନ କରନ୍ତି। ଠିକ୍ ସେହିପରି ପୁତ୍ର ମଧ୍ୟ ନିଜ ଇଚ୍ଛାନୁସାରେ ଲୋକଙ୍କୁ ଜୀବନ ଦାନ କରନ୍ତି।

22 “ପିତା କାହାର ବିଗ୍ଭର କରନ୍ତି ନାହିଁ। କିନ୍ତୁ ସେ ପୁତ୍ରଙ୍କୁ ବିଗ୍ଭର କରିବାର ସମସ୍ତ କ୍ଷମତା ଅର୍ପଣ କରିଛନ୍ତି। 23 ଈଶ୍ୱର ଏହା କଲେ କାରଣ ସମସ୍ତେ ପିତାଙ୍କୁ ଯେପରି ସମ୍ମାନ ଦେଉଛନ୍ତି, ସେହିପରି ପୁତ୍ରଙ୍କୁ ମଧ୍ୟ ସମ୍ମାନ ଦେବେ। ଯଦି କୌଣସି ଲୋକ ପୁତ୍ରକୁ ସମ୍ମାନ ଦିଏ ନାହିଁ, ତେବେ ସେ ପିତାଙ୍କୁ ମଧ୍ୟ ସମ୍ମାନ ଦିଏ ନାହିଁ। ପିତା ପୁତ୍ରକୁ ପଠାଇଛନ୍ତି।

24 “ମୁଁ ତୁମ୍ଭକୁ ସତ୍ୟ କହୁଛି ଯେ, ଯଦି କୌଣସି ବ୍ୟକ୍ତି ମୋର କହିବା କଥା ଶୁଣେ ଓ ମୋତେ ଯିଏ ପଠାଇଛନ୍ତି ତାହାଙ୍କଠାରେ ବିଶ୍ୱାସ କରେ, ତେବେ ସେ ବ୍ୟକ୍ତି ଅନନ୍ତ ଜୀବନ ଲାଭ କରିଅଛି। ସେ ବ୍ୟକ୍ତି ଦୋଷୀ ବୋଲି ବିଗ୍ଭରିତ ହେବ ନାହିଁ। ସେ ମୃତ୍ୟୁକୁ ପାର ହୋଇ ଜୀବନ ଭିତରେ ପ୍ରବେଶ କରି ସାରିଛି। 25 ମୁଁ ତୁମ୍ଭକୁ ସତ୍ୟ କହୁଛି, ଗୋଟିଏ ଗୁରୁତ୍ୱପୂର୍ଣ୍ଣ ସମୟ ଆସୁଛି। ସେ ସମୟ ଆସି ଗଲାଣି । ପାପ ଦ୍ୱାରା ମୃତ ଲୋକମାନେ ଈଶ୍ୱରଙ୍କ ପୁତ୍ରଙ୍କର ସ୍ୱର ଶୁଣିବେ। ପୁତ୍ରଙ୍କର ସ୍ୱର ଶୁଣି ଗ୍ରହଣ କରିଥିବା ଲୋକମାନେ ଅନନ୍ତ ଜୀବନ ଲାଭ କରିବେ। 26 ସ୍ୱୟଂ ପରମପିତା ହେଉଛନ୍ତି ଜୀବନର ଉତ୍ସ। ଅତଏବ ସେ ପୁତ୍ରଙ୍କୁ ଜୀବନ ଦାନ କରିବା ପାଇଁ ଅନୁମତି ଦେଇଛନ୍ତି। 27 ଲୋକଙ୍କର ବିଗ୍ଭର କରିବା ପାଇଁ ସେ ପୁତ୍ରଙ୍କୁ କ୍ଷମତା ଦେଇଛନ୍ତି। କାରଣ ସେ ମନୁଷ୍ୟପୁତ୍ର [b] ଅଟନ୍ତି।

28 “ତୁମ୍ଭେ ଏଥିରେ ଆଶ୍ଚର୍ଯ୍ୟ ହୁଅ ନାହିଁ। ଏପରି ସମୟ ଆସୁଛି, ଯେତେବେଳେ ସମାଧିସ୍ଥ ସମସ୍ତ ମୃତ ଲୋକମାନେ ତାହାଙ୍କର ସ୍ୱର ଶୁଣିବେ। 29 ସେମାନେ ସେମାନଙ୍କର ସମାଧିରୁ ବାହାରିବେ। ଜୀବନରେ ସତ୍ କାର୍ଯ୍ୟ କରିଥିବା ଲୋକମାନେ ଉଠିବେ ଓ ଅନନ୍ତ ଜୀବନ ପାଇବେ। କିନ୍ତୁ କୁକାର୍ଯ୍ୟ କରିଥିବା ଲୋକମାନେ ଦୋଷୀ ଭାବରେ ବିଗ୍ଭରିତ ହେବା ପାଇଁ ଉଠିବେ।

30 “ମୁଁ ଏକୁଟିଆ କିଛି କରି ପାରିବି ନାହିଁ। ମୁଁ କେବଳ ପରମେଶ୍ୱରଙ୍କ କହିବା ଅନୁସାରେ ବିଗ୍ଭର କରେ। ତେଣୁ ମୋର ବିଗ୍ଭର ଠିକ୍, କାରଣ ମୁଁ ନିଜକୁ ସନ୍ତୁଷ୍ଟ କରିବା ପାଇଁ ଚେଷ୍ଟା କରେ ନାହିଁ। କିନ୍ତୁ ପରମେଶ୍ୱରଙ୍କୁ ସନ୍ତୁଷ୍ଟ କରିବା ପାଇଁ ମୁଁ ଇଚ୍ଛା କରେ, ଯିଏ ମୋତେ ପଠାଇଛନ୍ତି।

ଯୀଶୁଙ୍କର ଯିହୂଦୀ ନେତାମାନଙ୍କ ସହିତ କଥାବାର୍ତ୍ତା ପ୍ରବୃତ୍ତ

31 “ମୁଁ ଯଦି ଲୋକମାନଙ୍କୁ ମୋ’ ନିଜ ବିଷୟରେ କୁହେ, ଓ ସେମାନଙ୍କୁ ମୋର ସାକ୍ଷ୍ୟ ଦିଏ, ସେମାନେ ମୋର ସାକ୍ଷ୍ୟ ଗ୍ରହଣ କରିବେ ନାହିଁ। 32 କିନ୍ତୁ ଅନ୍ୟ ଜଣେ ଅଛନ୍ତି, ଯିଏ କି ଲୋକମାନଙ୍କୁ ମୋର ବିଷୟରେ ସାକ୍ଷ୍ୟ ଦିଅନ୍ତି। ଏବଂ ମୁଁ ଜାଣେ, ମୋ’ ବିଷୟରେ ସେ ଯାହା କହନ୍ତି, ତାହା ସବୁ ସତ୍ୟ।

33 “ତୁମ୍ଭେ ଯୋହନଙ୍କ ପାଖକୁ ଲୋକ ପଠାଇଛ। ସେ ତୁମ୍ଭମାନଙ୍କୁ ସତ୍ୟ ସମ୍ବନ୍ଧରେ କହିଛନ୍ତି। 34 ମୋ’ ବିଷୟରେ ସାକ୍ଷୀ ଦେବା ପାଇଁ କୌଣସି ବ୍ୟକ୍ତିର ପ୍ରୟୋଜନ ନାହିଁ କିନ୍ତୁ ମୁଁ ତୁମ୍ଭକୁ ଏହିସବୁ କହୁଛି ଯେପରି ତୁମ୍ଭେମାନେ ତାହାଦ୍ୱାରା ଉଦ୍ଧାର ପାଇ ପାରିବ। 35 ଯୋହନ ଗୋଟିଏ ପ୍ରଦୀପ ପରି ଜଳି ଆଲୋକ ଦେଇଥିଲେ। ଏବଂ ତୁମ୍ଭେମାନେ ସେହି ଆଲୋକ କିଛି କ୍ଷଣ ପାଇଁ ଉପଭୋଗ କରି ଖୁସୀ ହେଲ।

36 “କିନ୍ତୁ ମୋ’ ପାଖରେ ମୋ’ ସମ୍ବନ୍ଧରେ ଗୋଟିଏ ପ୍ରମାଣ ଅଛି, ଯାହା ଯୋହନଙ୍କ ପ୍ରମାଣଠାରୁ ଅଧିକ ମହତ୍ତ୍ୱପୂର୍ଣ୍ଣ। ମୁଁ ଯାହାସବୁ କରୁଛି, ତାହା ସବୁ ମୋର ପ୍ରମାଣ। ପରମପିତା ମୋତେ ଏସବୁ କରିବା ପାଇଁ ଦେଇଥିଲେ। ଏହିସବୁ କାର୍ଯ୍ୟରୁ ଏହା ପ୍ରମାଣିତ ହୁଏ ଯେ ପରମପିତା ମୋତେ ପଠାଇଛନ୍ତି। 37 ପରମପିତା ମୋତେ ପଠାଇଛନ୍ତି ଓ ନିଜେ ମୋ’ ବିଷୟରେ ପ୍ରମାଣ ଦେଇଛନ୍ତି। କିନ୍ତୁ ତୁମ୍ଭେ କେବେ ତାହାଙ୍କର ସ୍ୱର ଶୁଣି ନାହଁ। ତାହାଙ୍କର କିପରି ରୂପ, ତାହା ମଧ୍ୟ ତୁମ୍ଭେ ଦେଖି ନାହଁ। 38 ପରମପିତାଙ୍କର ଉପଦେଶ ତୁମ୍ଭଠାରେ ବାସ କରି ନାହିଁ। ଏହାର କାରଣ, ସେ ପଠାଇଥିବା ବ୍ୟକ୍ତିଠାରେ ତୁମ୍ଭେମାନେ ବିଶ୍ୱାସ ରଖି ନାହଁ। 39 “ତୁମ୍ଭେମାନେ ଯତ୍ନ ସହକାରେ ଧର୍ମ ଶାସ୍ତ୍ରଗୁଡ଼ିକ ଅଧ୍ୟୟନ କରୁଛ। କାରଣ ତୁମ୍ଭେମାନେ ବିଶ୍ୱାସ କର ଯେ, ସେହି ଧର୍ମଶାସ୍ତ୍ର ଦ୍ୱାରା ହିଁ ତୁମ୍ଭେମାନେ ଅନନ୍ତ ଜୀବନ ପାଇବ। ସେହି ଧର୍ମଶାସ୍ତ୍ର ଗୁଡ଼ିକ ମୋ’ ବିଷୟରେ କହେ। 40 କିନ୍ତୁ ତୁମ୍ଭେମାନେ ଅନନ୍ତ ଜୀବନ ପାଇବା ପାଇଁ ମୋ’ ନିକଟକୁ ଆସୁ ନାହଁ।

41 “ମୁଁ ଲୋକମାନଙ୍କଠାରୁ ପ୍ରଶଂସା ଗ୍ଭହୁଁ ନାହିଁ। 42 କିନ୍ତୁ ମୁଁ ତୁମ୍ଭକୁ ଜାଣେ। ମୁଁ ଜାଣେ ଯେ ତୁମ୍ଭ ହୃଦୟରେ ପରମେଶ୍ୱରଙ୍କ ପ୍ରେମ ନାହିଁ। 43 ମୁଁ ମୋର ପରମପିତାଙ୍କଠାରୁ ଆସିଛି। ମୁଁ ତାହାଙ୍କ ପାଇଁ କଥା କହେ। କିନ୍ତୁ ତୁମ୍ଭେମାନେ ମୋତେ ଗ୍ରହଣ କରୁ ନାହଁ। କିନ୍ତୁ ଯେତେବେଳେ ଅନ୍ୟ କିଏ ଆସି କେବଳ ତା’ ନିଜ ବିଷୟରେ କହିବ ସେତେବେଳେ ତୁମ୍ଭେ ତାକୁ ଗ୍ରହଣ କରିବ। 44 ତୁମ୍ଭେମାନେ ସରସ୍ପରଠାରୁ ପ୍ରଶଂସା ପାଇବା ପାଇଁ ଭଲ ପାଅ। କିନ୍ତୁ ଏକମାତ୍ର ପରମେଶ୍ୱରଙ୍କ ପାଖରୁ ଯେଉଁ ପ୍ରଶଂସା ଆସେ, ତାହା ପାଇବା ପାଇଁ ତୁମ୍ଭେ ଆଦୌ ଚେଷ୍ଟା କରୁ ନାହଁ। ତାହାହେଲେ ତୁମ୍ଭେ ଏ କଥା କିପରି ବିଶ୍ୱାସ କରି ପାରିବ। 45 ଭାବ ନାହିଁ ଯେ, ମୁଁ ପରମପିତାଙ୍କ ଆଗରେ ତୁମ୍ଭ ବିରୁଦ୍ଧରେ ଅଭିଯୋଗ କରିବି। ମୋଶା ହେଉଛନ୍ତି ଜଣେ, ଯିଏ ତୁମ୍ଭ ବିରୁଦ୍ଧରେ ଅଭିଯୋଗ କରନ୍ତି। ତୁମ୍ଭେ ମୋଶାଙ୍କଠାରେ ଭରସା ରଖିଛ ଯେ ସେ ତୁମ୍ଭକୁ ଉଦ୍ଧାର କରିବେ। 46 ଯଦି ପ୍ରକୃତରେ ତୁମ୍ଭେମାନେ ମୋଶାଙ୍କୁ ବିଶ୍ୱାସ କରିଛ, ତେବେ ତୁମ୍ଭେ ମୋତେ ମଧ୍ୟ ବିଶ୍ୱାସ କରିବ। କାରଣ ମୋଶା ମୋ’ ବିଷୟରେ ଲେଖିଥିଲେ। 47 କିନ୍ତୁ ତୁମ୍ଭେ ମୋଶାଙ୍କର ଲେଖିବା କଥା ବିଶ୍ୱାସ କରୁ ନାହଁ। ତେଣୁ ତୁମ୍ଭେମାନେ ମୋ’ କଥାରେ ବିଶ୍ୱାସ କରି ପାରିବ ନାହିଁ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center