M’Cheyne Bible Reading Plan
ଯୋୟାଶ୍ ଆଉଥରେ ମନ୍ଦିର ନିର୍ମାଣ କଲେ
24 ଯୋୟାଶ୍ ରାଜା ହେବା ସମୟରେ ସାତ ବର୍ଷ ବୟସ୍କ ହୋଇଥିଲେ। ସେ ଯିରୁଶାଲମରେ ଗ୍ଭଳିଶ୍ ବର୍ଷ ରାଜତ୍ୱ କଲେ। ତାଙ୍କ ମାତାଙ୍କର ନାମ ଥିଲ ସିବିୟା। ସିବିୟା ବେରସେବା ସହରରୁ ଆସିଥିଲେ। 2 ଯାଜକ ଯିହୋୟାଦା ଜୀବିତ ଥିବା ପର୍ଯ୍ୟନ୍ତ ଯୋୟାଶ୍ ଯଥାର୍ଥ କର୍ମ କଲେ। 3 ଯିହୋୟାଦା ଯୋୟାଶଙ୍କ ନିମନ୍ତେ ଦୁଇଜଣ ସ୍ତ୍ରୀ ବାଛିଲେ। ଯୋୟାଶ୍ ପୁତ୍ର ଓ କନ୍ୟାମାନଙ୍କୁ ଜନ୍ମ ଦେଲେ।
4 ପରେ, ଯୋୟାଶ୍ ସଦାପ୍ରଭୁଙ୍କ ମନ୍ଦିରକୁ ପୁନଃନିର୍ମାଣ କରିବା ନିମନ୍ତେ ନିଷ୍ପତ୍ତି ନେଲେ। 5 ଯୋୟାଶ୍ ଯାଜକ ଓ ଲେବୀୟମାନଙ୍କୁ ଏକତ୍ରିତ କଲେ। ସେ ସେମାନଙ୍କୁ କହିଲେ, “ଯିହୁଦାର ସହରଗୁଡ଼ିକୁ ଯାଅ ଓ ଇସ୍ରାଏଲର ଲୋକମାନେ ପ୍ରତି ବର୍ଷ ଯେଉଁ ଅର୍ଥ ଦିଅନ୍ତି, ତାହାକୁ ଠୁଳ କର। ତୁମ୍ଭମାନଙ୍କର ପରମେଶ୍ୱରଙ୍କ ମନ୍ଦିରକୁ ପୁନଃନିର୍ମିତ କରିବା ନିମନ୍ତେ ସେହି ଅର୍ଥକୁ ବ୍ୟବହାର କର। ଶୀଘ୍ର ଯାଅ ଓ ଏହି କାର୍ଯ୍ୟ କର।” କିନ୍ତୁ ଲେବୀୟମାନେ ଚଞ୍ଚଳ ହେଲେ ନାହିଁ।
6 ତେଣୁ ରାଜ ଯୋୟାଶ୍ ମୁଖ୍ୟଯାଜକ ଯିହୋୟାଦାଙ୍କୁ ଡକାଇଲେ। ରାଜା କହିଲେ, “ଯିହୋୟାଦା, ଯିହୁଦା ଓ ଯିରୁଶାଲମରୁ ସଂଗୃହୀତ ଖଜଣା ଆଣିବାକୁ ତୁମ୍ଭେ କାହିଁକି ଲେବୀୟମାନଙ୍କୁ ପଠାଉ ନାହଁ? ସଦାପ୍ରଭୁଙ୍କ ଦାସ ମୋଶା ଓ ଇସ୍ରାଏଲର ଲୋକମାନେ ସେହି ଖଜଣାକୁ ପବିତ୍ର ତମ୍ବୁ ନିମନ୍ତେ ବ୍ୟବହାର କରୁଥିଲେ।”
7 ଅତୀତରେ, ଅଥଲିୟାଙ୍କ ପୁତ୍ରମାନେ ପରମେଶ୍ୱରଙ୍କ ମନ୍ଦିର ଭାଙ୍ଗି ଭିତରେ ପ୍ରବେଶ କରିଥିଲେ। ସଦାପ୍ରଭୁଙ୍କ ମନ୍ଦିରର ପବିତ୍ର ସାମଗ୍ରୀଗୁଡ଼ିକୁ ସେମାନେ ବାଲ୍-ଦେବଗଣର ପୂଜା କରିବା ନିମନ୍ତେ ବ୍ୟବହାର କରିଥିଲେ। ଅଥଲିୟା ଜଣେ ଅତି ଦୁଷ୍ଟା ସ୍ତ୍ରୀ ଥିଲେ।
8 ରାଜା ଯୋୟାଶ୍ ଏକ ବାକ୍ସ ନିର୍ମାଣ କରିବାକୁ ଓ ସଦାପ୍ରଭୁଙ୍କ ମନ୍ଦିର ଦ୍ୱାରର ବାହାର ପାର୍ଶ୍ୱରେ ରଖିବାକୁ ଆଦେଶ ଦେଲେ। 9 ଏହା ପରେ ଲେବୀୟମାନେ ଯିହୁଦା ଓ ଯିରୁଶାଲମରେ ଏକ ଘୋଷଣା କଲେ। ସେମାନେ ସଦାପ୍ରଭୁଙ୍କ ନିମନ୍ତେ ଖଜଣା ଦେବାକୁ ଲୋକମାନଙ୍କୁ କହିଲେ। ଇସ୍ରାଏଲର ଲୋକମାନେ ମରୁଭୂମିରେ ଥିବା ସମୟରେ ପରମେଶ୍ୱରଙ୍କ ଦାସ ମୋଶା ସେମାନଙ୍କୁ ଖଜଣା ଦେବାକୁ କହିଥିଲେ। 10 ସବୁ ନେତା ଓ ଲୋକମାନେ ଆନନ୍ଦିତ ହେଲେ। ସେମାନେ ସେମାନଙ୍କର ଟଙ୍କା ଆଣି ସେହି ବାକ୍ସରେ ପକାଇଲେ। ବାକ୍ସଟି ପୂର୍ଣ୍ଣ ହେବା ପର୍ଯ୍ୟନ୍ତ ସେମାନେ ଦାନ ଦେବାକୁ ଲାଗିଲେ। 11 ଏହା ପରେ ଲେବୀୟମାନେ ସେହି ବାକ୍ସକୁ ରାଜାଙ୍କର ପଦାଧିକାରୀମାନଙ୍କ ନିକଟକୁ ନେଇଗଲେ। ସେମାନେ ଦେଖିଲେ ଯେ, ସେହି ବାକ୍ସ ଟଙ୍କାରେ ପୂର୍ଣ୍ଣ ହୋଇଥିଲା। ରାଜାଙ୍କ ସଚିବ ଓ ମୁଖ୍ୟ ଯାଜକଙ୍କ ପଦାଧିକାରୀମାନେ ଆସିଲେ ଓ ବାକ୍ସରୁ ଟଙ୍କାତକ କାଢ଼ି ନେଲେ। ଏହା ପରେ ସେମାନେ ସେହି ବାକ୍ସରୁ ପୁନର୍ବାର ତାହାର ସ୍ଥାନରେ ରଖି ଦେଲେ। ପ୍ରତିଦିନ ସେମାନେ ଏହିପରି କଲେ ଓ ପ୍ରଚୁର ଟଙ୍କା ଜମା କଲେ। 12 ଏହା ପରେ ରାଜା ଯୋୟାଶ୍ ଓ ଯିହୋୟାଦା ସଦାପ୍ରଭୁଙ୍କ ମନ୍ଦିରରେ କାର୍ଯ୍ୟ କରୁଥିବା ଲୋକମାନଙ୍କୁ ସେହି ଟଙ୍କା ଦେଲେ। ଆଉ ସଦାପ୍ରଭୁଙ୍କ ମନ୍ଦିରରେ କାର୍ଯ୍ୟ କରୁଥିବା ଲୋକମାନେ ଦକ୍ଷ କାଷ୍ଠ ଖୋଦନକାରୀ ଓ ବଢ଼େଇମାନଙ୍କୁ ପାରିଶ୍ରମିକ ଦେଇ ନିଯୁକ୍ତ କଲେ। ଆଉ ଯେଉଁମାନେ ଲୁହା ଓ ପିତ୍ତଳର କାର୍ଯ୍ୟ ଜାଣିଥିଲେ, ସେମାନେ ସେମାନଙ୍କୁ ମଧ୍ୟ ସଦାପ୍ରଭୁଙ୍କ ମନ୍ଦିରର ପୁନଃନିର୍ମାଣ କାର୍ଯ୍ୟରେ ପାରିଶ୍ରମିକ ଦେଇ ନିଯୁକ୍ତ କଲେ।
13 ଯେଉଁ ବ୍ୟକ୍ତିମାନେ ତତ୍ତ୍ୱାବଧାନ କାର୍ଯ୍ୟ କରୁଥିଲେ, ସେମାନେ ଅତି ବିଶ୍ୱସ୍ତ ଥିଲେ। ସଦାପ୍ରଭୁଙ୍କ ମନ୍ଦିରର ପୁନଃନିର୍ମାଣ କାର୍ଯ୍ୟ ସଫଳ ହେଲା। ପରମେଶ୍ୱରଙ୍କ ମନ୍ଦିର ପୂର୍ବରୁ ଯେଉଁପରି ଥିଲା, ସେମାନେ ତାହାକୁ ସେପ୍ରକାର ନିର୍ମାଣ କଲେ ଓ ସେମାନେ ତାହାକୁ ଆହୁରି ଦୃଢ଼ କଲେ। 14 ଯେତେବେଳେ ଶ୍ରମିକମାନଙ୍କର କାର୍ଯ୍ୟ ସମାପ୍ତ ହେଲା, ସେମାନେ ବଳିଥିବା ଟଙ୍କାକୁ ରାଜା ଯୋୟାଶ୍ ଓ ଯିହୋୟାଦାଙ୍କ ନିକଟକୁ ଆଣିଲେ। ସେମାନେ ସେହି ଟଙ୍କାକୁ ସଦାପ୍ରଭୁଙ୍କ ମନ୍ଦିରର ସାମଗ୍ରୀ ନିର୍ମାଣ କରିବାରେ ବ୍ୟବହାର କଲେ। ସେହି ସାମଗ୍ରୀଗୁଡ଼ିକ ମନ୍ଦିରର ସେବାକାର୍ଯ୍ୟ ଓ ନୈବେଦ୍ୟ ହୋମବଳି ଉପହାର ଉତ୍ସର୍ଗ କରିବା ପାଇଁ ବ୍ୟବହୃତ ହେଲା। ସେମାନେ ସୁନା ଓ ରୂପାରୁ ପାତ୍ରମାନ ଓ ଅନ୍ୟାନ୍ୟ ସାମଗ୍ରୀ ନିର୍ମାଣ କଲେ। ଯିହୋୟାଦା ଜୀବିତ ଥିବା ପର୍ଯ୍ୟନ୍ତ ଯାଜକମାନେ ସଦାପ୍ରଭୁଙ୍କ ମନ୍ଦିରରେ ପ୍ରତିଦିନ ହୋମବଳି ଉପହାରମାନ ଉତ୍ସର୍ଗ କଲେ।
15 ଯିହୋୟାଦା ବୃଦ୍ଧ ହେଲେ। ସେ ଦୀର୍ଘଜୀବୀ ଥିଲେ, ତା’ପରେ ସେ ମୃତ୍ୟୁବରଣ କଲେ। ଯିହୋୟାଦା 130 ବର୍ଷ ବୟସରେ ମୃତ୍ୟୁବରଣ କଲେ। 16 ଲୋକମାନେ ଯିହୋୟାଦାଙ୍କୁ ଦାଉଦଙ୍କ ନଗରରେ, ଯେଉଁଠାରେ ରାଜାମାନେ କବରପ୍ରାପ୍ତ ହୋଇଛନ୍ତି, ସେହିଠାରେ କବର ଦେଲେ। ଲୋକମାନେ ସେହି ସ୍ଥାନରେ ଯିହୋୟାଦାଙ୍କୁ କବର ଦେଲେ, କାରଣ ସେ ଆପଣାର ଜୀବନକାଳରେ ଇସ୍ରାଏଲ ମଧ୍ୟରେ ପରମେଶ୍ୱରଙ୍କ ନିମନ୍ତେ ଓ ପରମେଶ୍ୱରଙ୍କ ମନ୍ଦିର ନିମନ୍ତେ ବହୁତ ଉତ୍ତମ କର୍ମ କରିଥିଲେ।
17 ଯିହୋୟାଦାଙ୍କ ମୃତ୍ୟୁ ପରେ, ଯିହୁଦାର ନେତାମାନେ ଆସିଲେ ଓ ରାଜା ଯୋୟାଶଙ୍କ ସମ୍ମୁଖରେ ପ୍ରଣିପାତ କଲେ। ରାଜା ସେହି ନେତାମାନଙ୍କର କଥା ଶୁଣିଲେ। 18 ରାଜା ଓ ସେହି ନେତାମାନେ ସଦାପ୍ରଭୁ ପରମେଶ୍ୱରଙ୍କର ମନ୍ଦିରକୁ ଅଗ୍ରାହ୍ୟ କଲେ। ସେମାନଙ୍କର ପୂର୍ବପୁରୁଷମାନେ ସଦାପ୍ରଭୁ ପରମେଶ୍ୱରଙ୍କର ଅନୁଗମନ କରିଥିଲେ। ସେମାନେ ଆଶେରା ସ୍ତମ୍ଭ ଓ ଅନ୍ୟ ମୂର୍ତ୍ତିଗୁଡ଼ିକୁ ପୂଜା କଲେ। ପରମେଶ୍ୱର ଯିହୁଦାର ଓ ଯିରୁଶାଲମର ଲୋକମାନଙ୍କ ଉପରେ କ୍ରୋଧ କଲେ, କାରଣ ରାଜା ଓ ସେହି ନେତାମାନେ ଦୋଷୀ ଥିଲେ। 19 ଲୋକମାନଙ୍କୁ ସଦାପ୍ରଭୁଙ୍କ ପ୍ରତି ଫେରାଇ ଆଣିବାକୁ ପରମେଶ୍ୱର ସେମାନଙ୍କ ନିକଟକୁ ଭବିଷ୍ୟଦ୍ବକ୍ତାମାନଙ୍କୁ ପ୍ରେରଣ କଲେ। ଭବିଷ୍ୟଦ୍ବକ୍ତାମାନେ ଲୋକମାନଙ୍କୁ ସାବଧାନ କରାଇ ଦେଲେ। କିନ୍ତୁ ଲୋକମାନେ ଶୁଣିବାକୁ ମନା କଲେ।
20 ପରମେଶ୍ୱରଙ୍କର ଆତ୍ମା ଯିଖରିୟଙ୍କ ଉପରେ ଅବତରଣ କଲେ। ଯିହୋୟାଦା ଯାଜକ ଯିଖରିୟଙ୍କ ପିତା ଥିଲେ। ଯିଖରିୟ ଲୋକମାନଙ୍କ ସମ୍ମୁଖରେ ଛିଡ଼ା ହେଲେ ଓ କହିଲେ, “ପରମେଶ୍ୱର ଏହା କହନ୍ତି: ‘ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କ ଆଜ୍ଞାର ବାଧ୍ୟ ହେବା ନିମନ୍ତେ ଅଗ୍ରାହ୍ୟ କରୁଛ? ତୁମ୍ଭେମାନେ କୃତକାର୍ଯ୍ୟ ହେବ ନାହିଁ। ତୁମ୍ଭେମାନେ ସଦାପ୍ରଭୁଙ୍କୁ ତ୍ୟାଗ କରିଅଛ। ତେଣୁ ସଦାପ୍ରଭୁ ତୁମ୍ଭମାନଙ୍କୁ ତ୍ୟାଗ କରିଅଛନ୍ତି!’”
21 କିନ୍ତୁ ଲୋକମାନେ ଯିଖରିୟଙ୍କ ବିରୁଦ୍ଧରେ ମନ୍ତ୍ରଣା କଲେ । ଯିଖରିୟଙ୍କୁ ବଧ କରିବା ନିମନ୍ତେ ରାଜା ଆଦେଶ ଦେଲେ, ତେଣୁ ମୃତ୍ୟୁ ହେବା ପର୍ଯ୍ୟନ୍ତ ସେମାନେ ତାଙ୍କ ଆଡ଼କୁ ପଥର ଫୋପାଡ଼ିଲେ। ସଦାପ୍ରଭୁଙ୍କର ମନ୍ଦିର ପ୍ରାଙ୍ଗଣ ମଧ୍ୟରେ ଲୋକମାନେ ଏହା କଲେ। 22 ରାଜା ଯୋୟାଶଙ୍କ ପ୍ରତି ଯିହୋୟାଦା ଯେଉଁ ଦୟା କରିଥିଲେ, ତାହାକୁ ସ୍ମରଣ କଲେ ନାହିଁ। ଯିହୋୟାଦା ଯିଖରିୟଙ୍କ ପିତା ଥିଲେ। କିନ୍ତୁ ଯୋୟାଶ୍, ଯିହୋୟାଦାଙ୍କ ପୁତ୍ର ଯିଖରିୟଙ୍କୁ ହତ୍ୟା କଲେ। ଯିଖରିୟ ମୃତ୍ୟୁ ଭୋଗ କରିବା ପୂର୍ବରୁ ଏହିକଥା କହିଲେ, “ତୁମ୍ଭେମାନେ ଯାହା କହୁଅଛ, ସଦାପ୍ରଭୁ ତାହା ଦେଖନ୍ତୁ ଓ ତୁମ୍ଭମାନଙ୍କୁ ଦଣ୍ଡ ଦିଅନ୍ତୁ!”
23 ବର୍ଷର ଶେଷ ଆଡ଼କୁ ଅରାମୀୟ ସୈନ୍ୟଦଳ ଯୋୟାଶଙ୍କ ବିରୁଦ୍ଧରେ ଆସିଲେ। ସେମାନେ ଯିହୁଦା ଓ ଯିରୁଶାଲମକୁ ଆକ୍ରମଣ କଲେ ଏବଂ ଲୋକମାନଙ୍କର ସବୁ ନେତାମାନଙ୍କୁ ହତ୍ୟା କଲେ। ସେମାନେ ସବୁ ବହୁମୂଲ୍ୟ ସାମଗ୍ରୀଗୁଡ଼ିକୁ ଦମ୍ମେଶକର ରାଜାଙ୍କ ନିକଟକୁ ପଠାଇ ଦେଲେ। 24 ଅରାମୀୟ ସୈନ୍ୟଦଳ ନିଜ ସହିତ ଲୋକମାନଙ୍କର ଏକ କ୍ଷୁଦ୍ରଦଳକୁ ନେଇ ଆସିଥିଲେ କିନ୍ତୁ ସଦାପ୍ରଭୁ ସେମାନଙ୍କୁ ଯିହୁଦାର ବୃହତ୍ ସୈନ୍ୟଦଳ ଉପରେ ବିଜୟଲାଭ କରିବାକୁ ଦେଲେ। ସଦାପ୍ରଭୁ ଏହିପରି କଲେ, କାରଣ ଯିହୁଦାର ଲୋକମାନେ ସେମାନଙ୍କ ପୂର୍ବପୁରୁଷମାନେ ଯେଉଁ ସଦାପ୍ରଭୁ ପରମେଶ୍ୱରଙ୍କର ଅନୁଗାମୀ ହୋଇଥିଲେ, ସେମାନେ ତାଙ୍କୁ ପରିତ୍ୟାଗ କରିଥିଲେ। ତେଣୁ ଯୋୟାଶ୍ ଦଣ୍ଡିତ ହେଲେ। 25 ଅରାମୀୟମାନେ ଯୋୟାଶଙ୍କ ନିକଟରୁ ଯେତେବେଳେ ପ୍ରସ୍ଥାନ କଲେ, ସେ ଗୁରୁତର ଭାବରେ ଆହତ ହୋଇଥିଲେ। ଯୋୟାଶଙ୍କର ନିଜ ଭୃତ୍ୟମାନେ ତାଙ୍କ ବିରୁଦ୍ଧରେ ଷଡ଼ଯନ୍ତ୍ର କଲେ। ଯୋୟାଶ୍ ଯିହୋୟାଦା ଯାଜକଙ୍କର ପୁତ୍ର ଯିଖରିୟଙ୍କୁ ହତ୍ୟା କରିଥିବାରୁ ସେମାନେ ଏହିପରି କଲେ। ସେହି ଭୃତ୍ୟମାନେ ଯୋୟାଶଙ୍କୁ ତାଙ୍କର ଶଯ୍ୟା ଉପରେ ହିଁ ବଧ କଲେ। ଯୋୟାଶ୍ ମୃତ୍ୟୁ ଭୋଗ କରିବା ପରେ ଲୋକମାନେ ତାଙ୍କୁ ଦାଉଦଙ୍କ ନଗରରେ କବର ଦେଲେ, କିନ୍ତୁ ସେମାନେ ତାଙ୍କୁ ରାଜାମାନେ ଯେଉଁ ସ୍ଥାନରେ କବର ପାଆନ୍ତି, ସେ ସ୍ଥାନରେ କବର ଦେଲେ ନାହିଁ।
26 ଯୋୟାଶଙ୍କ ବିରୁଦ୍ଧରେ ଏହି ଭୃତ୍ୟମାନେ ଷଡ଼ଯନ୍ତ୍ର କରିଥିଲେ; ସାବଦ୍ ଓ ଯିହୋଷାବଦ୍। ସାବଦ୍ଙ୍କ ମାତାଙ୍କର ନାମ ଥିଲା ଶିମିୟତ୍। ଶିମିୟତ୍ ଅମ୍ମୋନରୁ ଆସିଥିଲେ। ଆଉ ଯିହୋଶାବଦଙ୍କର ମାତାଙ୍କର ନାମ ଥିଲା ଶିମ୍ରୀତ୍। ଶିମ୍ରୀତ୍ ମୋୟାବରୁ ଆସିଥିଲେ। 27 ଯୋୟାଶଙ୍କ ପୁତ୍ରମାନଙ୍କ କାହାଣୀ, ତାଙ୍କ ବିରୁଦ୍ଧରେ ମହାନ ଭବିଷ୍ୟଦ୍ବାଣୀଗୁଡ଼ିକ ଓ ସେ କିପରି ପୁନର୍ବାର ପରମେଶ୍ୱରଙ୍କ ମନ୍ଦିର ନିର୍ମାଣ କଲେ, ସେହିସବୁ ରାଜାମାନଙ୍କର ବିବରଣୀ ପୁସ୍ତକରେ ଲେଖାଯାଇ ଅଛି। ଅମତ୍ସିୟ ତାଙ୍କ ଉତ୍ତାରେ ନୂତନ ରାଜା ହେଲେ। ଅମତ୍ସିୟ ଯୋୟାଶଙ୍କର ପୁତ୍ର ଥିଲେ।
ଦୁଇଜଣ ସାକ୍ଷୀ
11 ତା’ପରେ ମୋତେ ବୁଲାବାଡ଼ି ଲମ୍ବର ଗୋଟିଏ ମାପଦଣ୍ଡ ଦିଆଗଲା। ମୋତେ କୁହାଗଲା, “ଯାଅ ପରମେଶ୍ୱରଙ୍କର ମନ୍ଦିର, ବେଦୀକୁ ମାପ, ଏବଂ ସେଠାରେ ଉପାସନା କରୁଥିବା ଲୋକମାନଙ୍କର ସଂଖ୍ୟା ଗଣନା କର। 2 କିନ୍ତୁ ମନ୍ଦିରର ବାହାର ଅଗଣା ମାପ ନାହିଁ। ତାହାକୁ ସେହିପରି ଛାଡ଼ିଦିଅ, କାରଣ ତାହା ଅଣଯିହୂଦୀୟ ଦେଶଗୁଡ଼ିକର ଲୋକମାନଙ୍କୁ ଦିଆଯାଇଛି। ସେହି ଲୋକମାନେ ବୟାଳିଶ୍ ମାସ ପର୍ଯ୍ୟନ୍ତ ପବିତ୍ର ନଗରକୁ ପଦଦଳିତ କରିବେ। 3 ମୁଁ ମୋର ଦୁଇ ସାକ୍ଷୀଙ୍କୁ କ୍ଷମତା ଦେବି। ସେମାନେ 1260 ଦିନ ପର୍ଯ୍ୟନ୍ତ ଅଖା ପିନ୍ଧି ଭବିଷ୍ୟଦ୍ବାଣୀ କହିବେ।”
4 ଏହି ଦୁଇ ସାକ୍ଷୀ ହେଉଛନ୍ତି, ପୃଥିବୀରେ ପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇଥିବା ଦୁଇ ବୀଜ ବୃକ୍ଷ ଓ ଦୁଇ ଦୀପରୂଖା। 5 ଯଦି କେହି ସେମାନଙ୍କର କ୍ଷତି କରିବାକୁ ଗ୍ଭହେଁ, ତା’ହେଲେ ସେମାନଙ୍କର ମୁହଁରୁ ବାହାରୁଥିବା ଅଗ୍ନି ସେମାନଙ୍କୁ ଧ୍ୱଂସ କରିବ। ଯଦି କୌଣସି ଲୋକ ସେମାନଙ୍କର କ୍ଷତି କରିବାକୁ ଚେଷ୍ଟା କରେ, ସେ ଏହିପରିଭାବେ ମୃତ୍ୟୁ ଭୋଗ କରିବ। 6 ଏହି ଦୁଇଜଣ ଭବିଷ୍ୟଦ୍ବାଣୀ କହିବା ବେଳେ ଯେପରି ବର୍ଷା ନ ହୁଏ, ସେଥିନିମନ୍ତେ ଆକାଶକୁ ରୁଦ୍ଧ କରିବା ନିମନ୍ତେ ସେମାନଙ୍କର କ୍ଷମତା ଅଛି। ଜଳକୁ ରକ୍ତରେ ପରିଣତ କରିବାର କ୍ଷମତା ସେମାନଙ୍କର ଅଛି। ପୃଥିବୀକୁ ପ୍ରତ୍ୟେକ ପ୍ରକାରର ମହାମାରୀ ଦ୍ୱାରା କଷ୍ଟ ଦେବାର କ୍ଷମତା ସେମାନଙ୍କର ଅଛି। ସେମାନେ ସେମାନଙ୍କର ନିଜ ଇଚ୍ଛା ଅନୁସାରେ ଯେତେଥର ଗ୍ଭହିଁବେ, ସେତଥର ଏହା କରି ପାରିବେ।
7 ସେମାନଙ୍କର ସାକ୍ଷ୍ୟ ଦେବା ସମୟ ସରିଯିବା ପରେ ସେହି ପଶୁ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବ। ପାତାଳର ଅତଳ ଗର୍ଭରୁ ଉପରକୁ ଆସୁଥିବା ପଶୁ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବ। ସେ ସେମାନଙ୍କୁ ପରାସ୍ତ କରି ହତ୍ୟା କରିବ। 8 ଏହି ଦୁଇ ସାକ୍ଷୀଙ୍କର ଶରୀର ମହାନଗରୀର ରାସ୍ତାରେ ପଡ଼ିରହିବ। ଏହି ନଗରର ନାମ ‘ସଦୋମ’ ଓ ‘ମିଶର’। ନଗରର ନାମଗୁଡ଼ିକର ବିଶେଷ ଅର୍ଥ ରହିଛି। ଏହି ନଗରରେ ସେମାନଙ୍କର ପ୍ରଭୁଙ୍କୁ ମଧ୍ୟ କ୍ରୁଶରେ ଚଢ଼ାଇ ମାରି ଦିଆଯାଇଥିଲା। 9 ସାଢ଼େ ତିନି ଦିନ ପର୍ଯ୍ୟନ୍ତ ସମସ୍ତ ମଣିଷ ଜାତି, ସମସ୍ତ ଗୋଷ୍ଠୀ, ସମସ୍ତ ଭାଷା ଏବଂ ସମସ୍ତ ରାଷ୍ଟ୍ରର ଲୋକମାନେ ସେମାନଙ୍କର ଶବ ଦେଖିବେ। କିନ୍ତୁ ସେମାନେ ସେମାନଙ୍କର ସମାଧିସ୍ଥ ହେବାକୁ ଦେବେ ନାହିଁ। 10 ସେମାନଙ୍କର ମୃତ୍ୟୁରେ ପୃଥିବୀର ଲୋକେ ଖୁସୀ ହେବେ। ସେମାନେ ଭୋଜି କରିବେ ଓ ପରସ୍ପର ଭିତରେ ଉପହାର ଦିଆନିଆ କରିବେ। ସେମାନେ ଏପରି କରିବେ, କାରଣ ଏହି ଦୁଇଜଣ ସାକ୍ଷୀ ପୃଥିବୀବାସୀଙ୍କୁ ବହୁତ ଯନ୍ତ୍ରଣା ଦେଇଥିଲେ।
11 କିନ୍ତୁ ସାଢ଼େ ତିନି ଦିନ ପରେ ପରମେଶ୍ୱରଙ୍କଠାରୁ ଜୀବନୀ ଶକ୍ତି ସେହି ଦୁଇଜଣ ଭବିଷ୍ୟଦ୍ବକ୍ତାଙ୍କ ଭିତରେ ପ୍ରବେଶ କଲା। ସେମାନେ ସେମାନଙ୍କର ପାଦରେ ଉଠି ଠିଆ ହେଲେ। ସେମାନଙ୍କୁ ଦେଖିବା ଲୋକମାନେ ବହୁତ ଭୟ କଲେ। 12 ତା’ପରେ ସେହି ଦୁଇଜଣ ସାକ୍ଷୀ ସ୍ୱର୍ଗରୁ ଆସୁଥିବା ଗୋଟିଏ ଉଚ୍ଚ ସ୍ୱର ଶୁଣି ପାରିଲେ, “ଏଠାକୁ ଉଠି ଆସ।” ଏହା ଶୁଣି ଦୁଇଜଣ ଭବିଷ୍ୟଦ୍ବକ୍ତା ମେଘ ଦ୍ୱାରା ସ୍ୱର୍ଗକୁ ଗଲେ। ଏହା ସେମାନଙ୍କର ଶତ୍ରୁମାନେ ଦେଖୁଥିଲେ।
13 ଠିକ୍ ସେହି ସମୟରେ ଏକ ମହା ଭୂମିକମ୍ପ ହେଲା। ନଗରର ଏକ ଦଶମାଂଶ ନଷ୍ଟ ହୋଇଗଲା। ସାତ ହଜାର ଲୋକ ପ୍ରାଣ ହରାଇଲେ। ପ୍ରାଣ ହରାଇ ନ ଥିବା ଲୋକମାନେ ଅଧିକ ଭୟ କଲେ। ସେମାନେ ସ୍ୱର୍ଗର ପରମେଶ୍ୱରଙ୍କୁ ଗୌରବ ଦେଲେ।
14 ଦ୍ୱିତୀୟ କ୍ଳେଶ ଦୂର ହେଲା। ତୃତୀୟ କ୍ଳେଶଟି ଖୁବ୍ ଶୀଘ୍ର ଆସୁଛି।
ସପ୍ତମ ତୂରୀ
15 ସପ୍ତମ ଦୂତ ତାହାଙ୍କ ତୂରୀ ବଜାଇଲେ। ସ୍ୱର୍ଗରେ ଉଚ୍ଚ ସ୍ୱରମାନ ଶୁଣାଗଲା। ସେମାନେ କହିଲେ,
“ଏହି ପୃଥିବୀ ବର୍ତ୍ତମାନ ଆମ୍ଭ ପ୍ରଭୁଙ୍କର ଓ ତାହା ଖ୍ରୀଷ୍ଟଙ୍କର ରାଜ୍ୟ ହେଲା।
ସେ ଅନନ୍ତକାଳ ନିମନ୍ତେ ରାଜତ୍ୱ କରିବେ।”
16 ତା’ପରେ ଚବିଶ ଜଣ ପ୍ରାଚୀନ ମୁଣ୍ଡ ନୁଆଁଇ ପ୍ରଣାମ କଲେ ଓ ପରମେଶ୍ୱରଙ୍କର ଉପାସନା କଲେ। ଏହି ପ୍ରାଚୀନମାନେ ପରମେଶ୍ୱରଙ୍କ ସମ୍ମୁଖରେ ସେମାନଙ୍କ ସିଂହାସନରେ ବସନ୍ତି। 17 ସେହି ପ୍ରାଚୀନମାନେ କହିଲେ:
“ହେ ପ୍ରଭୁ ପରମେଶ୍ୱର, ତୁମ୍ଭେ ସର୍ବଶକ୍ତିମାନ ଅଟ।
ଆମ୍ଭେ ତୁମ୍ଭକୁ ଧନ୍ୟବାଦ ଦେଉଅଛୁ; ତୁମ୍ଭେ ହିଁ ଏକମାତ୍ର ବର୍ତ୍ତମାନ ଅଛ, ଓ ଅତୀତରେ ଥିଲ।
ଏବେ ତୁମ୍ଭେ ତୁମ୍ଭର ମହାଶକ୍ତି ପ୍ରୟୋଗ କରି ଶାସନ କରିବାକୁ ଆରମ୍ଭ କରିଛ,
ସେଥିପାଇଁ ତୁମ୍ଭକୁ ଧନ୍ୟବାଦ ଦେଉଅଛୁ।
18 ଅନ୍ୟ ଜାତୀୟମାନେ ତୁମ୍ଭ ଉପରେ କ୍ରୋଧ କରିଥିଲେ,
କିନ୍ତୁ ବର୍ତ୍ତମାନ ତୁମ୍ଭ କ୍ରୋଧର ସମୟ ଉପସ୍ଥିତ,
ମୃତମାନଙ୍କର ବିଗ୍ଭର ସମୟ ଆସିଛି;
ତୁମ୍ଭ ସେବକମାନଙ୍କୁ ଭବିଷ୍ୟଦ୍ବକ୍ତାମାନଙ୍କୁ ପୁରସ୍କାର ଦେବାର ସମୟ ଆସିଛି,
ଏବଂ ତୁମ୍ଭକୁ ଭୟ ଓ ସମ୍ମାନ କରୁଥିବା ସାନବଡ଼ ପ୍ରତ୍ୟେକଙ୍କୁ ପୁରସ୍କାର ଦେବାର ସମୟ ଆସିଛି।
ପୃଥିବୀକୁ ବିନାଶ କରୁଥିବା ବିନାଶକାରୀଙ୍କର ବିନାଶର ସମୟ ଉପସ୍ଥିତ ହୋଇଛି।”
19 ତା’ପରେ ସ୍ୱର୍ଗରେ ପରମେଶ୍ୱରଙ୍କ ମନ୍ଦିର ଖୋଲିଗଲା ଓ ସେହି ମନ୍ଦିରର ପବିତ୍ର ନିୟମସିନ୍ଦୁକ ଦେଖାଗଲା। ଏହି ପବିତ୍ର ସିନ୍ଦୁକରେ ସେହି ଚୁକ୍ତି ଥିଲା, ଯାହାକୁ ପରମେଶ୍ୱର ଲୋକମାନଙ୍କୁ ଦେଇଥିଲେ। ତା’ପରେ ସେଠାରେ ବିଜୁଳିର ଆଲୋକ ଝଲସି ଉଠିଲା, ତଥା ମହା କୋଳାହଳ, ବଜ୍ର ନାଦ, ଭୂମିକମ୍ପ ଓ ପ୍ରବଳ କୁଆପଥର ବୃଷ୍ଟି ହେଲା।
ସଦାପ୍ରଭୁ ଦୟା ଓ କରୁଣା ଗ୍ଭହାନ୍ତି
7 ରାଜା ଦାରିୟାବସଙ୍କ ରାଜତ୍ୱର ଚତୁର୍ଥ ବର୍ଷରେ ସଦାପ୍ରଭୁ ଏହି ବାର୍ତ୍ତା ଯିଖରିୟଙ୍କୁ ପଠାଇଲେ। ଏହା ତାଙ୍କ ରାଜତ୍ୱର ଚତୁର୍ଥ ବର୍ଷର କିଷ୍ଲେବ ନାମକ ନବମ ମାସର ଚତୁର୍ଥ ଦିବସ ଥିଲା। 2 ବୈଥେଲସ୍ଥ ଲୋକମାନେ ଶରେତ୍ସର, ରେଗମ୍ମେଲକ ଓ ତାଙ୍କ ଲୋକଙ୍କୁ ସଦାପ୍ରଭୁଙ୍କର ଅନୁଗ୍ରହ ଦେଖିବା ପାଇଁ ପ୍ରେରଣ କଲେ। 3 ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ମନ୍ଦିରର ଯାଜକମାନଙ୍କୁ ଓ ଭବିଷ୍ୟଦ୍ବକ୍ତାମାନଙ୍କୁ ପଗ୍ଭରିବାକୁ ସେମାନେ ପଠାଇଲେ, “ଆମ୍ଭେ କ’ଣ ପଞ୍ଚମ ମାସରେ ବିଳାପ ଓ ଉପବାସ ଗ୍ଭଲୁ ରଖିବା, ଯେପରିକି ଅନେକ ବର୍ଷ ଧରି କରି ଆସିଅଛୁ? ପଞ୍ଚମ ମାସରେ ଆମ୍ଭେମାନେ ବିଶେଷ ବିଳାପ ଓ ଉପବାସ ପାଳନ କରୁ। ଆମ୍ଭେ ଏହି ପାଳନ କରିବା କାର୍ଯ୍ୟ ଗ୍ଭଲୁ ରଖିବା ଉଚିତ୍ କି?”
4 ସର୍ବଶକ୍ତିମାନ୍ ସଦାପ୍ରଭୁ ତାଙ୍କର ବାର୍ତ୍ତା ମୋତେ ପଠାଇଲେ, 5 “ଦେଶର ଲୋକମାନଙ୍କୁ ଏବଂ ଯାଜକମାନଙ୍କୁ ଏହି କଥା କୁହ, ‘ତୁମ୍ଭେ ଯେତେବେଳେ ପଞ୍ଚମ ଓ ସପ୍ତମ ମାସରେ ଉପବାସ ଓ ବିଳାପ କଲ, ସେହି ସତୁରି ବର୍ଷରେ ସତରେ କ’ଣ ତୁମ୍ଭେ ଆମ୍ଭ ପାଇଁ ଉପବାସ କରିଥିଲ? 6 ଏବଂ ତୁମ୍ଭେ ସମସ୍ତେ ଯେତେବେଳେ ଖାଅ ଓ ପିଅ, ତୁମ୍ଭେ କ’ଣ ନିଜ ପାଇଁ ଖାଅ ଓ ପିଅ ନାହିଁ? 7 ଏହିଗୁଡ଼ିକ କ’ଣ ସେହି ବାକ୍ୟଗୁଡ଼ିକ ନୁହେଁ? ଯାହା ସଦାପ୍ରଭୁ ପୂର୍ବ ଭବିଷ୍ୟଦ୍ବକ୍ତାମାନଙ୍କ ମାଧ୍ୟମରେ କହିଥିଲେ? ସେ ଏ କଥା କହିଥିଲେ ଯେତେବେଳେ ଯିରୁଶାଲମ ବସତି ବହୁଳ ଓ ସମୃଦ୍ଧିଶାଳୀ ଥିଲା। ଏବଂ ତା’ର ଚତୁର୍ଦ୍ଦିଗର ନଗରଗୁଡ଼ିକ ନେଗେଭ ଏବଂ ସିଫେଲା ବସତି ବହୁଳ ଥିଲା।’”
8 ଏହା ପରେ ସଦାପ୍ରଭୁ ତାଙ୍କ ବାର୍ତ୍ତା ଯିଖରିୟଙ୍କ ନିକଟକୁ ପଠାଇଲେ।
9 “ସର୍ବଶକ୍ତିମାନ୍ ସଦାପ୍ରଭୁ ଏହିସବୁ କଥା କହିଲେ,
‘ଯଥାର୍ଥ ନ୍ୟାୟ ଆଚରଣ କର, ନିଜ ନିଜ ଭ୍ରାତୃଗଣଙ୍କ ପ୍ରତି ଦୟା
ଓ କରୁଣା ପ୍ରକାଶ କର।
10 ବିଧବା, ଅନାଥ, ବିଦେଶୀ
ଓ ଦରିଦ୍ରମାନଙ୍କୁ ପ୍ରତାରିତ କର ନାହିଁ।
ତୁମ୍ଭ ଭାଇ ବିରୁଦ୍ଧରେ ନିଜ ହୃଦୟରେ ଷଡ଼ଯନ୍ତ୍ର କର ନାହିଁ।’”
11 କିନ୍ତୁ ସେହି ଲୋକମାନେ
ଆମ୍ଭ କଥା ଶୁଣିବାକୁ ମନା କଲେ।
ସେମାନେ ଜିଦ୍ଖୋର ହୋଇ ତାଙ୍କ ମୁହଁ ଫେରାଇଲେ
ଏବଂ ତାଙ୍କ କାନ ଘୋଡ଼ାଇ ପକାଇଲେ।
12 ସେମାନେ ଜିଦ୍ଖୋର
ଏବଂ ସର୍ବଶକ୍ତିମାନ ସଦାପ୍ରଭୁ
ତାଙ୍କ ପୂର୍ବରୁ ଭବିଷ୍ୟଦ୍ବକ୍ତାଙ୍କ ମାଧ୍ୟମରେ ପଠାଇଥିବା ନିର୍ଦ୍ଦେଶ
ମାନିବାକୁ ମନା କଲେ।
ତେଣୁ ସର୍ବଶକ୍ତିମାନ ସଦାପ୍ରଭୁ
ବିଶେଷ କ୍ରୋଧାନ୍ୱିତ ହେଲେ।
13 ଯେତେବେଳେ ସେମାନଙ୍କୁ ସେ ଡାକିଲେ,
“ସେମାନେ ଶୁଣିଲେ ନାହିଁ।
ସେଥିପାଇଁ ସେମାନେ ଯେତେବେଳେ ଆମ୍ଭକୁ ଡାକିବେ
ଆମ୍ଭେ ମଧ୍ୟ ଶୁଣିବା ନାହିଁ।
ସର୍ବଶକ୍ତିମାନ ସଦାପ୍ରଭୁ ଏହିକଥା କହନ୍ତି।
14 ସେଥିପାଇଁ ସେମାନଙ୍କୁ ସମଗ୍ର ଦେଶମାନଙ୍କରେ ଛିନ୍ନଭିନ୍ନ କଲି,
ଯେଉଁଠାକୁ ସେମାନେ କେବେ ଯାଇ ନାହାନ୍ତି।
ସେହି ଦେଶ ବିନା କାର୍ଯ୍ୟକଳାପରେ
ଏକ ଉଚ୍ଛିନ୍ନ ଦେଶରେ ପରିଣତ ହେଲା।
ସେମାନେ ଏକ ଆକାଂକ୍ଷିତ ଦେଶକୁ ଏକ ଉଚ୍ଛିନ୍ନ ଦେଶରେ ପରିଣତ କଲେ।”
ମେଷପାଳକ ଓ ତା’ର ମେଷ
10 ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଯଦି କୌଣସି ଲୋକ ମେଷଶାଳରେ ପ୍ରବେଶ କରେ, ତେବେ ସେ ଦ୍ୱାର ବାଟେ ଯିବା ଉଚିତ୍। ଯଦି ସେ ଅନ୍ୟ ବାଟ ଚଢ଼ି ଭିତରକୁ ଯାଏ, ତେବେ ସେ ଗ୍ଭେର। ସେ ନିଶ୍ଚୟ ମେଷ ଗ୍ଭେରି କରିବା ପାଇଁ ଚେଷ୍ଟା କରୁଛି। 2 କିନ୍ତୁ ଯେଉଁ ଲୋକ ମେଷମାନଙ୍କର ଯତ୍ନ ନିଏ, ସେ ଫାଟକ ଭିତର ଦେଇ ଯାଏ। ସେ ହିଁ ମେଷପାଳକ। 3 ଫାଟକ ଜଗୁଆଳୀ ମେଷପାଳକ ପାଇଁ ଫାଟକ ଖୋଲେ। ମେଷମାନେ ମେଷପାଳକର କଥା ଶୁଣନ୍ତି। ମେଷପାଳକ ତା’ର ମେଣ୍ଢାକୁ ନାମଧରି ଡାକେ ଓ ବାହାରେ ଚରାଏ। 4 ସେ ସବୁ ମେଷମାନଙ୍କୁ ବାହାରକୁ ଆଣେ, ସେମାନଙ୍କ ଆଗେ ଆଗେ ଗ୍ଭଲେ ଓ ମେଷମାନେ ତାହାର ଅନୁସରଣ କରନ୍ତି, କାରଣ ମେଷମାନେ ତା’ର ସ୍ୱର ଜାଣନ୍ତି। 5 କିନ୍ତୁ ମେଷମାନେ ଅପରିଚିତ ଲୋକର ଅନୁସରଣ କରନ୍ତି ନାହିଁ। ସେମାନେ ତା’ ପାଖରୁ ଦୌଡ଼ି ପଳାନ୍ତି, କାରଣ ସେମାନେ ଅପରିଚିତ ଲୋକର ସ୍ୱର ଚିହ୍ନନ୍ତି ନାହିଁ।”
6 ଯୀଶୁ ଲୋକମାନଙ୍କୁ ଏହି କାହାଣୀ କହିଲେ। କିନ୍ତୁ ଲୋକମାନେ ତାହାଙ୍କ ଏହି କାହାଣୀର ଅର୍ଥ ବୁଝି ପାରିଲେ ନାହିଁ।
ଯୀଶୁ ଉତ୍ତମ ମେଷପାଳକ
7 ତେଣୁ ଯୀଶୁ ଆଉଥରେ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ମୁଁ ହେଉଛି ମେଷମାନଙ୍କ ଫାଟକ। 8 ମୋ’ ପୂର୍ବରୁ ଯେଉଁ ଲୋକମାନେ ଆସିଥିଲେ, ସେମାନେ ଗ୍ଭେର ଓ ଡକାୟତ। ମେଷମାନେ ସେମାନଙ୍କ କଥା ଶୁଣିଲେ ନାହିଁ। 9 ମୁଁ ଫାଟକ। ଯେଉଁ ବ୍ୟକ୍ତି ମୋ’ (ଫାଟକ) ଦେଇ ପ୍ରବେଶ କରେ, ସେ ରକ୍ଷା ପାଇବ। ସେହି ଲୋକ ଭିତରକୁ ଆସିପାରିବ ଓ ବାହାରକୁ ଯାଇ ପାରିବ। ତା’ର ଯାହା ଦରକାର, ସେ ସବୁ ପାଇବ। 10 ଜଣେ ଗ୍ଭେର ଗ୍ଭେରି, ହତ୍ୟା ଓ ନଷ୍ଟ କରିବା ପାଇଁ ଆସେ। କିନ୍ତୁ ମୁଁ ସେମାନଙ୍କୁ ପୂର୍ଣ୍ଣ ଓ ଉତ୍ତମ ଜୀବନ ଦେବା ପାଇଁ ଆସିଛି।
11 “ମୁଁ ଉତ୍ତମ ମେଷପାଳକ। ଉତ୍ତମ ମେଷପାଳକ ମେଷମାନଙ୍କ ପାଇଁ ତା’ର ଜୀବନ ଦିଏ। 12 ମେଷ ରଖିବା ପାଇଁ ଯେଉଁ ମୂଲିଆକୁ ରଖାଯାଇଛି, ସେ ଲୋକ ମେଷପାଳକଠାରୁ ଭିନ୍ନ। ମେଷଗୁଡ଼ିକ ମୂଲିଆର ନୁହନ୍ତି। ତେଣୁ ସେ ଗଧିଆ ଆସିବା ଦେଖିଲେ ମେଷମାନଙ୍କୁ ଏକୁଟିଆ ଛାଡ଼ି ଦୌଡ଼ି ପଳାଏ। ତା’ପରେ ଗଧିଆ ମେଷମାନଙ୍କ ଉପରକୁ କୁଦାମାରେ ଓ ସେମାନଙ୍କୁ ଛିନ୍ନଭିନ୍ନ କରି ଦିଏ। 13 ସେ ଲୋକଟି ଦୌଡ଼ି ପଳାଏ, କାରଣ ସେ ମୂଲିଆ। ସେ ପ୍ରକୃତରେ ମେଷମାନଙ୍କର ଯତ୍ନ ନିଏ ନାହିଁ।
14 “ମୁଁ ମେଷପାଳକ ଯିଏ କି ମେଷମାନଙ୍କର ଯତ୍ନ ନିଏ। ମୁଁ ମୋର ମେଣ୍ଢାକୁ ଜାଣେ ଯେପରି, ପରମପିତା ମୋତେ ଜାଣନ୍ତି। 15 ମୁଁ ଯେପରି ପରମପିତାଙ୍କୁ ଜାଣେ, ସେହିପରି ମୋର ମେଷମାନେ ମୋତେ ଜାଣନ୍ତି। ମୁଁ ଏ ମେଷମାନଙ୍କ ପାଇଁ ଜୀବନ ଦିଏ। 16 ମୋର ଅନ୍ୟ ମେଷମାନେ ମଧ୍ୟ ଅଛନ୍ତି। ସେମାନେ ଏହି ପଲରେ ନାହାନ୍ତି। ମୁଁ ସେମାନଙ୍କୁ ମଧ୍ୟ ଆଣିବି। ସେମାନେ ମୋର ସ୍ୱର ଶୁଣିବେ। ଭବିଷ୍ୟତରେ ଗୋଟିଏ ପଲ ହେବ ଓ ସେ ପଲର ଜଣେ ମେଷପାଳକ ହେବେ। 17 ପରମପିତା ମୋତେ ପ୍ରେମ କରନ୍ତି କାରଣ ମୁଁ ମୋ’ ଜୀବନ ଦିଏ। ମୁଁ ଜୀବନ ଦିଏ, ଯେହେତୁ ମୁଁ ପୁନର୍ବାର ସେହି ଜୀବନ ଲାଭ କରିପାରେ। 18 ମୋ’ଠାରୁ କେହି ମୋ’ ଜୀବନ ନେଇ ପାରିବ ନାହିଁ। ମୁଁ ସ୍ୱେଚ୍ଛାରେ ମୋ’ ଜୀବନ ଦିଏ। ମୋର ଜୀବନ ଦେବାର ଅଧିକାର ଅଛି। ଏବଂ ମୋର ପୁନର୍ବାର ଜୀବନ ଫେରି ପାଇବାର ମଧ୍ୟ ଅଧିକାର ରହିଛି। ଏହି କଥା ମୋତେ ପରମପିତା କହିଛନ୍ତି।”
19 ଯୀଶୁଙ୍କର ଉକ୍ତ ସମସ୍ତ କଥା ଶୁଣିବା ପରେ ଯିହୂଦୀମାନଙ୍କ ମଧ୍ୟରେ ପୂନର୍ବାର ଭିନ୍ନ ମତ ପ୍ରକାଶ ପାଇଲା। 20 ସେମାନଙ୍କ ମଧ୍ୟରୁ ଅନେକ ଯିହୂଦୀ କହିଲେ, “ଜଣେ ଭୂତ ତା’ ଭିତରକୁ ଆସିଛି ଓ ତାହାଙ୍କୁ ପାଗଳ କରିଦେଇଛି। ଏ ଭଳି ଲୋକର କଥା ଶୁଣି ଲାଭ ନାହିଁ।”
21 କିନ୍ତୁ ଅନ୍ୟ ଯିହୂଦୀମାନେ କହିଲେ, “ନିଜ ଭିତରେ ଭୂତ ରହିଥିବା ଜଣେ ଲୋକ ଏଭଳି କଥା କହେ ନାହିଁ। ଗୋଟିଏ ଭୂତ କ’ଣ କେବେ ଅନ୍ଧ ଲୋକର ଆଖି ଭଲ କରି ଦେଇ ପାରିବ? ନା!”
ଯୀଶୁଙ୍କ ବିରୁଦ୍ଧରେ ଯିହୂଦୀମାନେ
22 ସେତେବେଳେ ଶୀତଋତୁ। ଯିରୁଶାଲମରେ ‘ମନ୍ଦିର ପ୍ରତିଷ୍ଠା’ ପର୍ବ ପଡ଼ିଲା। 23 ଯୀଶୁ ମନ୍ଦିରରେ ଶଲୋମନଙ୍କର ମଣ୍ଡପରେ ବୁଲୁ ଥିଲେ। 24 ଯିହୂଦୀମାନେ ଯୀଶୁଙ୍କ ଗ୍ଭରିପାଖେ ଘେରିଗଲେ। ସେମାନେ ପଗ୍ଭରିଲେ, “ତୁମ୍ଭେ କେତେ ସମୟ ପର୍ଯ୍ୟନ୍ତ ନିଜ ବିଷୟରେ ଆମ୍ଭକୁ ସନ୍ଦେହରେ ରଖିବ? ଯଦି ତୁମ୍ଭେ ନିଜେ ଖ୍ରୀଷ୍ଟ, ତେବେ ଆମ୍ଭକୁ ସ୍ପଷ୍ଟ ଭାବରେ କୁହ।”
25 ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ କହି ସାରିଛି କିନ୍ତୁ ତୁମ୍ଭେ ବିଶ୍ୱାସ କରୁ ନାହଁ। ମୁଁ ମୋର ପରମପିତାଙ୍କ ନାମରେ ଅନେକ ଆଶ୍ଚର୍ଯ୍ୟକାର୍ଯ୍ୟ କରିଛି। ସେହି ଆଶ୍ଚର୍ଯ୍ୟକାର୍ଯ୍ୟ ସବୁ ଦର୍ଶାଏ ଯେ, ମୁଁ କିଏ। 26 କିନ୍ତୁ ତୁମ୍ଭେ ବିଶ୍ୱାସ କରୁ ନାହଁ, କାରଣ ତୁମ୍ଭେ ମୋର ମେଷ ନୁହଁ। 27 ମୋ’ ସ୍ୱର ମୋ’ ମେଷମାନେ ଶୁଣନ୍ତି। ମୁଁ ସେମାନଙ୍କୁ ଜାଣେ ଓ ସେମାନେ ମୋତେ ଅନୁସରଣ କରନ୍ତି। 28 ମୁଁ ନିଜ ମେଷମାନଙ୍କୁ ଅନନ୍ତ ଜୀବନ ଦିଏ। ସେମାନେ କଦାପି ମରିବେ ନାହିଁ। ସେମାନଙ୍କୁ ମୋ’ ହାତରୁ କେହି ଛଡ଼େଇ ନେଇ ପାରିବେ ନାହିଁ। 29 ମୋ’ ପରମପିତା ମୋତେ ମୋର ମେଷମାନଙ୍କୁ ଦେଇଛନ୍ତି। ସେ ସମସ୍ତଙ୍କଠାରୁ ମହାନ୍। ମୋ’ ପରମପିତାଙ୍କ ହାତରୁ କୌଣସି ଲୋକ ମୋ’ ମେଷ ଗ୍ଭେରି କରି ପାରିବ ନାହିଁ। 30 ପରମପିତା ଓ ମୁଁ ଏକ।”
31 ଯିହୂଦୀମାନେ ଯୀଶୁଙ୍କୁ ମାରିବା ପାଇଁ ପୁଣି ପଥର ଉଠେଇଲେ। 32 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ମୁଁ ପରମପିତାଙ୍କ ନିର୍ଦ୍ଦେଶ ଅନୁସାରେ ବହୁତ ଆଶ୍ଚର୍ଯ୍ୟ କାର୍ଯ୍ୟ କରିସାରିଛି। ତୁମ୍ଭେ ସେସବୁ ଦେଖିଛ। ତେବେ କେଉଁ ଭଲ କାର୍ଯ୍ୟ ହେତୁ ତୁମ୍ଭେ ମୋତେ ହତ୍ୟା କରିବା ପାଇଁ ଚେଷ୍ଟା କରୁଛ?”
33 ଯିହୂଦୀମାନେ ଉତ୍ତର ଦେଲେ, “ଆମ୍ଭେ ତୁମ୍ଭକୁ କୌଣସି ଆଶ୍ଚର୍ଯ୍ୟ କାର୍ଯ୍ୟ କରିଥିବାରୁ ମାରୁ ନାହୁଁ। କିନ୍ତୁ ତୁମ୍ଭେ ଯାହା କହୁଛ, ତାହା ପରମେଶ୍ୱରଙ୍କ ବିରୁଦ୍ଧରେ କହୁଛ। ତୁମ୍ଭେ ଜଣେ ମନୁଷ୍ୟ ମାତ୍ର, କିନ୍ତୁ ତୁମ୍ଭେ ନିଜକୁ ପରମେଶ୍ୱର ସହିତ ସମାନ ବୋଲି କହୁଛ। ସେଥିପାଇଁ ଆମ୍ଭେ ତୁମ୍ଭକୁ ପଥରରେ ମାରି ଦେବା ପାଇଁ ଗ୍ଭହୁଁଛୁ।”
34 ଯୀଶୁ ଉତ୍ତର ଦେଲେ, “ତୁମ୍ଭ ବ୍ୟବସ୍ଥାରେ ଏହା ଲେଖା ଅଛି, ‘ଆମ୍ଭେ କହିଲୁ, ତୁମ୍ଭେମାନେ ଈଶ୍ୱରଗଣ।’ [a] 35 ଏହି ଧର୍ମଶାସ୍ତ୍ର କୁହେ ଯେ ଯେଉଁମାନେ ପରମେଶ୍ୱରଙ୍କର ବାର୍ତ୍ତା ଗ୍ରହଣ କରନ୍ତି, ସେମାନେ ଈଶ୍ୱରଗଣ। ଆଉ ଶାସ୍ତ୍ରର ବାକ୍ୟ ସର୍ବଦା ସତ୍ୟ। 36 ତେବେ ତୁମ୍ଭେ କାହିଁକି କହୁଛ ଯେ, ମୁଁ ଯାହା କହୁଛି ପରମେଶ୍ୱରଙ୍କ ବିରୁଦ୍ଧରେ କହୁଛି। କାରଣ ମୁଁ କହିଛି, ‘ମୁଁ ପରମେଶ୍ୱରଙ୍କର ପୁତ୍ର।’ ମୋତେ ପରମେଶ୍ୱର ବାଛିଛନ୍ତି ଓ ଏ ଜଗତକୁ ପଠାଇଛନ୍ତି।’ 37 ମୋର ପରମପିତା ଯାହା କରନ୍ତି, ମୁଁ ଯଦି ତାହା କରେ ନାହିଁ, ତେବେ ମୁଁ ଯାହା କୁହେ ତାହା ବିଶ୍ୱାସ କର ନାହିଁ। 38 କିନ୍ତୁ ଯଦି ମୋର ପରମପିତା ଯାହା କରନ୍ତି, ମୁଁ ତାହା କରୁଥାଏ, ତେବେ ତୁମ୍ଭେ ମୋ’ କାର୍ଯ୍ୟଗୁଡ଼ିକରେ ବିଶ୍ୱାସ ରଖିବା ଉଚିତ୍। ତୁମ୍ଭେ ମୋ’ଠାରେ ବିଶ୍ୱାସ ନ କଲେ ମଧ୍ୟ ମୋ’ କାର୍ଯ୍ୟରେ ବିଶ୍ୱାସ କରିବା ଉଚିତ୍। ତେବେ ତୁମ୍ଭେ ଜାଣି ପାରିବ ଓ ବୁଝି ପାରିବ ଯେ ପରମପିତା ମୋ’ଠାରେ ଅଛନ୍ତି ଓ ମୁଁ ତାହାଙ୍କଠାରେ ଅଛି।”
39 ଯିହୂଦୀମାନେ ଯୀଶୁଙ୍କୁ ଧରିବା ପାଇଁ ପୁଣି ଥରେ ଚେଷ୍ଟା କଲେ, କିନ୍ତୁ ସେ ସେମାନଙ୍କ ହାତରୁ ଖସିଗଲେ।
40 ତା’ପରେ ଯୀଶୁ ଯର୍ଦ୍ଦନ ନଦୀର ଅପର ପାର୍ଶ୍ୱରେ ପହଞ୍ଚିଲେ। ଯୋହନ ପ୍ରଥମେ ଯେଉଁଠାରେ ବାପ୍ତିସ୍ମ ଦେଉଥିଲେ, ସେ ସେହି ସ୍ଥାନକୁ ଆସିଲେ ଓ ସେଠାରେ ରହିଲେ। 41 ତାହାଙ୍କ ପାଖକୁ ଅନେକ ଲୋକ ଆସିଲେ। ଲୋକମାନେ କହିଲେ, “ଯୋହନ ଯଦ୍ୟପି କୌଣସି ଆଶ୍ଚର୍ଯ୍ୟ କାର୍ଯ୍ୟ କରି ନ ଥିଲେ, କିନ୍ତୁ ସେ ଏହି ଲୋକ ବିଷୟରେ ଯାହା କହିଥିଲେ, ତାହା ସବୁ ସତ୍ୟ।” 42 ସେଠାରେ ଯୀଶୁଙ୍କୁ ଅନେକ ଲୋକ ବିଶ୍ୱାସ କଲେ।
2010 by World Bible Translation Center