Print Page Options
Previous Prev Day Next DayNext

M’Cheyne Bible Reading Plan

The classic M'Cheyne plan--read the Old Testament, New Testament, and Psalms or Gospels every day.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ବଂଶାବଳୀର ଦ୍ୱିତୀୟ ପୁସ୍ତକ 35

ଯୋଶିୟ ନିସ୍ତାରପର୍ବ ପାଳନ କରନ୍ତି

35 ରାଜା ଯୋଶିୟ ଯିରୁଶାଲମରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାରପର୍ବ ପାଳନ କଲେ। ପ୍ରଥମ ମାସର ଚତୁର୍ଦ୍ଦଶତମ ଦିବସରେ ନିସ୍ତାରପର୍ବର ମେଷଶାବକଙ୍କୁ ହତ୍ୟା କରାଗଲା। ଯୋଶିୟ ଯାଜକମାନଙ୍କୁ ସେମାନଙ୍କ କାର୍ଯ୍ୟ କରିବା ନିମନ୍ତେ ମନୋନୀତ କଲେ। ଯାଜକମାନେ ସଦାପ୍ରଭୁଙ୍କ ମନ୍ଦିର ମଧ୍ୟରେ ସେବାକାର୍ଯ୍ୟ କରୁଥିବା ସମୟରେ ସେ ସେମାନଙ୍କୁ ଉତ୍ସାହ ପ୍ରଦାନ କଲେ। ଇସ୍ରାଏଲର ଲୋକମାନଙ୍କୁ ଶିକ୍ଷା ଦେଉଥିବା ଓ ସଦାପ୍ରଭୁଙ୍କ ସେବାକାର୍ଯ୍ୟ ନିମନ୍ତେ ପବିତ୍ରୀକୃତ ହୋଇଥିବା ଲୋକମାନଙ୍କ ସହିତ ମଧ୍ୟ ଯୋଶିୟ କଥା ହେଲେ। ସେ ସେହି ଲେବୀୟମାନଙ୍କୁ କହିଲେ: “ଶଲୋମନ ଯେଉଁ ମନ୍ଦିର ନିର୍ମାଣ କରିଛନ୍ତି, ତା’ ମଧ୍ୟରେ ପବିତ୍ର ସିନ୍ଦୁକକୁ ରଖ। ଶଲୋମନ ଦାଉଦଙ୍କ ପୁତ୍ର ଥିଲେ। ଦାଉଦ ଇସ୍ରାଏଲର ରାଜା ଥିଲେ। ପୁନର୍ବାର ତୁମ୍ଭମାନଙ୍କ କାନ୍ଧରେ ବୋହି ପବିତ୍ର ସିନ୍ଦୁକକୁ ସ୍ଥାନକୁ ସ୍ଥାନ ନିଅ ନାହିଁ। ବର୍ତ୍ତମାନ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କର ସେବା କର। ପରମେଶ୍ୱରଙ୍କ ଲୋକ, ଇସ୍ରାଏଲର ଲୋକମାନଙ୍କର ସେବା କର। ତୁମ୍ଭମାନଙ୍କର ପରିବାର ଅନୁଯାୟୀ ମନ୍ଦିରର ସେବାକାର୍ଯ୍ୟ ନିମନ୍ତେ ନିଜକୁ ପ୍ରସ୍ତୁତ କର। ରାଜା ଦାଉଦ ଓ ତାଙ୍କର ପୁତ୍ର ରାଜା ଶଲୋମନ ତୁମ୍ଭମାନଙ୍କୁ ଯେଉଁ କାର୍ଯ୍ୟସବୁ କରିବାକୁ ଦେଇଛନ୍ତି, ତାହା କର। ଲେବୀୟମାନଙ୍କର ଏକଦଳ ସହ ପବିତ୍ର ସ୍ଥାନରେ ଛିଡ଼ା ହୁଅ। ପ୍ରତ୍ୟେକ ଭିନ୍ନ ଭିନ୍ନ ବଂଶ ନିମନ୍ତେ ଏହିପରି କର। ତେବେ ତୁମ୍ଭେମାନେ ସେମାନଙ୍କୁ ସାହାଯ୍ୟ କରି ପାରିବ। ନିସ୍ତାରପର୍ବର ମେଷଶାବକଗୁଡ଼ିକୁ ହତ୍ୟା କର, ସଦାପ୍ରଭୁଙ୍କ ନିମନ୍ତେ ନିଜକୁ ପବିତ୍ର କର। ତୁମ୍ଭମାନଙ୍କର ଭ୍ରାତାଗଣ, ଇସ୍ରାଏଲ ଲୋକମାନଙ୍କ ନିମନ୍ତେ ସେହି ମେଷଶାବକଗୁଡ଼ିକୁ ପ୍ରସ୍ତୁତ କର, ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁସବୁ ବିଷୟ କରିବାକୁ ଆଦେଶ ଦେଇଛନ୍ତି। ସଦାପ୍ରଭୁ ଆମ୍ଭମାନଙ୍କୁ ଏହି ଆଦେଶସବୁ ମୋଶାଙ୍କ ମାଧ୍ୟମରେ ଦେଇଥିଲେ।”

ଯୋଶିୟ ଇସ୍ରାଏଲର ଲୋକମାନଙ୍କୁ 30,000 ମେଷ ଓ ଛାଗ ନିସ୍ତାରପର୍ବ ବଳି ନିମନ୍ତେ ହତ୍ୟା କରିବାକୁ ଦେଲେ। ସେ ଆହୁରି ମଧ୍ୟ ଲୋକମାନଙ୍କୁ 3000 ପଶୁପଲ ଦେଲେ। ଏହି ସମସ୍ତ ପଶୁ ରାଜା ଯୋଶିୟଙ୍କ ନିଜସ୍ୱ ପଶୁପଲର ଥିଲା। ଯୋଶିୟଙ୍କ ପଦାଧିକାରୀମାନେ ଲୋକମାନଙ୍କୁ, ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ ନିସ୍ତାରପର୍ବରେ ବ୍ୟବହାର କରିବା ନିମନ୍ତେ ସ୍ୱେଚ୍ଛାକୃତ ଉପହାର ଦେଲେ। ପ୍ରଧାନ ଯାଜକ ହି‌ଲ୍‌‌‌କିୟ, ଯିଖରିୟ ଓ ଯିହୀୟେଲ ଏହି ପଦାଧିକାରୀମାନେ ସଦାପ୍ରଭୁଙ୍କ ମନ୍ଦିର ଦାୟିତ୍ୱରେ ଥିଲେ। ସେମାନେ ଯାଜକମାନଙ୍କୁ 2600 ମେଷଶାଳକ ଓ ଛାଗ ଓ 300 ବଳଦ ନିସ୍ତାରପର୍ବର ବଳି ନିମନ୍ତେ ଦେଲେ। ଆହୁରି ମଧ୍ୟ କନାନିୟ, ତାଙ୍କ ଭାଇ ଶମୟିୟ, ନଥନେ‌ଲ୍‌ଙ୍କ ହଶବିୟ, ଯିୟୂୟେଲ ଓ ଯୋଷାବଦ୍ ସହିତ 500 ମେଷ ଓ ଛାଗ ଏବଂ 500 ବଳଦ ନିସ୍ତାରପର୍ବ ନିମନ୍ତେ ଲେବୀୟମାନଙ୍କୁ ଦେଲେ। ସେହି ଲୋକମାନେ ଲେବୀୟମାନଙ୍କର ନେତାଗଣ ଥିଲେ।

10 ନିସ୍ତାରପର୍ବର ସେବାକାର୍ଯ୍ୟ ଆରମ୍ଭ ହେବା ନିମନ୍ତେ ସମସ୍ତ ବିଷୟର ପ୍ରସ୍ତୁତ ଶେଷ ହେବାପରେ, ଯାଜକ ଓ ଲେବୀୟମାନେ ସେମାନଙ୍କର ସ୍ଥାନକୁ ଗଲେ। ରାଜା ଏହା ହିଁ ଆଦେଶ ଦେଇଥିଲେ। 11 ନିସ୍ତାରପର୍ବର ମେଷଶାବକଗୁଡ଼ିକୁ ହତ୍ୟା କରାଗଲା। ଏହା ପରେ ଲେବୀୟମାନେ ପଶୁଗୁଡ଼ିକର ଚମଡ଼ା ଉତ୍ତାରିଲେ ଓ ଯାଜକମାନଙ୍କୁ ରକ୍ତ ଦେଲେ। ଯାଜକମାନେ ଯଜ୍ଞବେଦି ଉପରେ ସେହି ରକ୍ତକୁ ସିଞ୍ଚିଲେ। 12 ଏହା ପରେ ସେମାନେ ବିଭିନ୍ନ ବଂଶକୁ ହୋମବଳି ଉପହାର ସ୍ୱରୂପେ ଉତ୍ସର୍ଗ କରିବାକୁ ପଶୁଗୁଡ଼ିକୁ ଦେଲେ। ମୋଶାଙ୍କ ବ୍ୟବସ୍ଥା ନିୟମ ଯେପ୍ରକାର ଶିକ୍ଷା ଦେଇଥିଲା, ସେ ପ୍ରକାରେ ହୋମବଳି ଉପହାରଗୁଡ଼ିକୁ ଉତ୍ସର୍ଗ କରିବା ନିମନ୍ତେ ଏହିପରି କରାଗଲା। 13 ଲେବୀୟମାନଙ୍କୁ ଯେପ୍ରକାର ଆଦେଶ ଦିଆଯାଇଥିଲା, ସେମାନେ ସେହି ପ୍ରକାରେ ଅଗ୍ନି ଉପରେ ନିସ୍ତାରପର୍ବର ବଳିକୁ ପାକ କଲେ। ଆଉ ସେମାନେ ହାଣ୍ଡି, କେ‌ଟ୍‌ଲି ଓ କରେଇରେ ପବିତ୍ର ନୈବେଦ୍ୟଗୁଡ଼ିକୁ ସିଦ୍ଧ କଲେ। ଏହା ପରେ ସେମାନେ ଶୀଘ୍ର ସେହି ମାଂସକୁ ଲୋକମାନଙ୍କୁ ଦେଲେ। 14 ଏହା ସମାପ୍ତ ହେବାପରେ, ଲେବୀୟମାନେ ସେମାନଙ୍କ ନିମନ୍ତେ ଓ ହାରୋଣଙ୍କ ବଂଶଧର ଯାଜକମାନଙ୍କ ନିମନ୍ତେ ମାଂସ ଆଣିଲେ। ଅନ୍ଧକାର ହେବା ପର୍ଯ୍ୟନ୍ତ ଯାଜକମାନେ ଏହି କାର୍ଯ୍ୟରେ ଅତି ବ୍ୟସ୍ତ ରହିଲେ। ସେମାନେ ହୋମବଳି ଉପହାର ଓ ବଳିର ଚର୍ବ୍ବୀ ଜଳାଇବାରେ କଠିନ ପରିଶ୍ରମ କଲେ 15 ଆସ‌ଫ୍‌ଙ୍କ ପରିବାରର ଗାୟକମାନେ ସେହି ସ୍ଥାନରେ ଛିଡ଼ା ହେଲେ, ଯେଉଁଠାରେ ରାଜା ଦାଉଦ, ଆସଫ, ହେମନ୍ ଛିଡ଼ା ହେଲେ, ଯେଉଁଠାରେ ରାଜା ଦାଉଦ, ଆସଫ, ହେମନ୍ ଏବଂ ରାଜାଙ୍କର ଯାଜକ ଯିଦୂଥୂନ୍ ସେମାନଙ୍କୁ ନିଯୁକ୍ତ କରିଥିଲେ। ଦ୍ୱାରପାଳଗଣ ଯେଉଁମାନେ ପ୍ରତ୍ୟେକ ଫାଟକରେ ଥିଲେ, ସେମାନଙ୍କୁ ସେମାନଙ୍କର ସ୍ଥାନ ଛାଡ଼ିବାକୁ ପଡ଼ିଲା ନାହିଁ, କାରଣ ସେମାନଙ୍କର ଭ୍ରାତା ଲେବୀୟଗଣ ସେମାନଙ୍କ ପାଇଁ ନିସ୍ତାରପର୍ବର ସାମଗ୍ରୀ ପ୍ରସ୍ତୁତ କରିଥିଲେ।

16 ତେଣୁ ରାଜା ଯୋଶିୟଙ୍କ ଆଦେଶାନୁଯାୟୀ ସଦାପ୍ରଭୁଙ୍କ ଉପାସନା ନିମନ୍ତେ ସେହି ଦିନ ସମସ୍ତ କାର୍ଯ୍ୟ କରାଗଲା। ନିସ୍ତାରପର୍ବ ପାଳିତ ହେଲା ଓ ହୋମବଳି ଉପହାରସବୁ ସଦାପ୍ରଭୁଙ୍କ ଯଜ୍ଞବେଦି ଉପରେ ଉତ୍ସର୍ଗୀକୃତ ହେଲା। 17 ଇସ୍ରାଏଲର ଯେଉଁ ଲୋକମାନେ ସେଠାରେ ଥିଲେ, ସେମାନେ ସାତ ଦିନ ପର୍ଯ୍ୟନ୍ତ ନିସ୍ତାରପର୍ବ ଓ ଖମିରବିହୀନ ପାଉଁରୋଟୀର ପର୍ବ ପାଳନ କଲେ। 18 ଭବିଷ୍ୟ‌ଦ୍‌ବକ୍ତା ଶାମୁୟେଲଙ୍କ ସମୟଠାରୁ ନିସ୍ତାରପର୍ବ ଆଉ କେବେହେଲେ ଏହିପରି ଭାବରେ ପାଳିତ ହୋଇ ନ ଥିଲା। ଇସ୍ରାଏଲର କୌଣସି ରାଜା କେବେହେଲେ ଏହିପରି ଭାବରେ ନିସ୍ତାରପର୍ବ ପାଳି ନ ଥିଲେ। ରାଜା ଯୋଶିୟ, ଯାଜକମାନେ, ଲେବୀୟମାନେ ଏବଂ ଯିରୁଶାଲମର ସମସ୍ତ ଲୋକଙ୍କ ସହିତ ସେଠାରେ ଥିବା ଯିହୁଦା ଓ ଇସ୍ରାଏଲର ଲୋକମାନେ ଏକ ବିଶେଷ ପ୍ରକାରେ ନିସ୍ତାରପର୍ବର ଉତ୍ସବ ପାଳନ କଲେ। 19 ଯୋଶିୟଙ୍କ ରାଜତ୍ୱର ଅଷ୍ଟାଦଶତମ ବର୍ଷରେ ସେମାନେ ଏହି ନିସ୍ତାରପର୍ବ ପାଳନ କଲେ।

ଯୋଶିୟଙ୍କ ମୃତ୍ୟୁ

20 ଯୋଶିୟ ମନ୍ଦିର ନିମନ୍ତେ ସେହି ସମସ୍ତ ଉତ୍ତମ କାର୍ଯ୍ୟ କରିଥିଲେ। ପରେ ମିଶରର ରାଜା ନଖୋ, ଫରାତ୍ ନଦୀ ନିକଟରେ ଥିବା କର୍କମୀଶ ସହର ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଲେ। ରାଜା ଯୋଶିୟ ନଖୋ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲେ। 21 କିନ୍ତୁ ନଖୋ, ଯୋଶିୟଙ୍କ ନିକଟକୁ ବାର୍ତ୍ତାବାହକମାନଙ୍କୁ ପଠାଇଲେ।

ସେମାନେ କହିଲେ “ଯିହୁଦାର ରାଜା, ଏହି ଯୁଦ୍ଧ ତୁମ୍ଭର ସମସ୍ୟା ନୁହେଁ। ମୁଁ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସି ନାହିଁ। ମୁଁ ମୋର ନିଜ ଶତ୍ରୁମାନଙ୍କ ସହିତ ଯୁଦ୍ଧ କରିବାକୁ ଆସିଅଛି। ପରମେଶ୍ୱର ମୋତେ ତ୍ୱରାନ୍ୱିତ କଲେ। ପରମେଶ୍ୱର ମୋର ସପକ୍ଷରେ ଅଛନ୍ତି। ତେଣୁ ମୋତେ ହଇରାଣ କର ନାହିଁ। ଯଦି ତୁମ୍ଭେ ମୋ’ ବିରୁଦ୍ଧରେ ଯୁଦ୍ଧ କର, ପରମେଶ୍ୱର ତୁମ୍ଭକୁ ବିନଷ୍ଟ କରିବେ।”

22 କିନ୍ତୁ ଯୋଶିୟ ଗ୍ଭଲିଗଲେ ନାହିଁ। ସେ ନଖୋଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ସ୍ଥିର କଲେ, ତେଣୁ ସେ ତାଙ୍କର ରୂପ ବଦଳାଇଲେ ଓ ଯୁଦ୍ଧ କରିବା ନିମନ୍ତେ ଯୁଦ୍ଧକ୍ଷେତ୍ରକୁ ଗଲେ। ନଖୋ ପରମେଶ୍ୱରଙ୍କ ଆଦେଶ ସମ୍ବନ୍ଧରେ ଯାହା କହିଲେ, ଯୋଶିୟ ତାହା ଶୁଣିବାକୁ ଅଗ୍ରାହ୍ୟ କଲେ। ଯୋଶିୟ ମଗିଦ୍ଦୋ ସମତଳ ଭୂମିରେ ଯୁଦ୍ଧ କରିବାକୁ ଗଲେ। 23 ଏହା ପରେ ରାଜା ଯୋଶିୟ ଯୁଦ୍ଧକ୍ଷେତ୍ରରେ ତୀରଦ୍ୱାରା ଆଘାତପ୍ରାପ୍ତ ହେଲେ। ସେ ତାଙ୍କର ଭୃତ୍ୟମାନଙ୍କୁ କହିଲେ, “ମୋତେ ଏଠାରୁ ନେଇଯାଅ। ମୁଁ ଭୟଙ୍କର ଭାବରେ ଆଘାତପ୍ରାପ୍ତ ହୋଇଛି!”

24 ତେଣୁ ଯୋଶିୟଙ୍କ ଭୃତ୍ୟମାନେ ତାହାଙ୍କ ରଥରୁ ତାଙ୍କୁ ନେଇଗଲେ ଓ ସେ ତାଙ୍କ ସଙ୍ଗରେ ଯୁଦ୍ଧକୁ ଆଣିଥିବା ଆଉ ଏକ ରଥରେ ରଖିଲେ। ଏହା ପରେ ସେମାନେ ଯୋଶିୟଙ୍କୁ ଯିରୁଶାଲମକୁ ନେଇଗଲେ। ରାଜା ଯୋଶିୟ ଯିରୁଶାଲମରେ ମୃତ୍ୟୁବରଣ କଲେ। ଯୋଶିୟ ତାଙ୍କର ପୂର୍ବପୁରୁଷମାନଙ୍କ କବରରେ କବରପ୍ରାପ୍ତ ହେଲେ। ଯିହୁଦା ଓ ଯିରୁଶାଲମର ସମସ୍ତ ଲୋକ ଯୋଶିୟଙ୍କ ମୃତ୍ୟୁ ଯୋଗୁଁ ଅତ୍ୟନ୍ତ ଦୁଃଖିତ ହେଲେ। 25 ଯିରିମିୟ ଯୋଶିୟଙ୍କ ନିମନ୍ତେ ସମାଧିକାଳୀନ କେତୋଟି ଗୀତ ଲେଖିଲେ ଓ ତାହାକୁ ଗାନ କଲେ। ଆଜି ପର୍ଯ୍ୟନ୍ତ ପୁରୁଷ ଓ ସ୍ତ୍ରୀ ଗାୟକ ଗାୟିକାମାନେ ସେହି ବିଷାଦପୂର୍ଣ୍ଣ ସଙ୍ଗୀତ ଗାନ କରିଥା’ନ୍ତି। ଇସ୍ରାଏଲର ଲୋକମାନେ ଏହି ପ୍ରକାର ସବୁବେଳେ କଲେ। ସେମାନେ ଯୋଶିୟଙ୍କ ନିମନ୍ତେ ଏକ ବିଷାଦପୂର୍ଣ୍ଣ ସଙ୍ଗୀତ ଗାନ କଲେ। ସେହି ଗୀତଗୁଡ଼ିକ ସମାଧିକାଳୀନ ସଙ୍ଗୀତ ପୁସ୍ତକରେ ଲେଖାଯାଇଅଛି।

26-27 ଯୋଶିୟ ରାଜା ଥିବା ସମୟରେ ଅନ୍ୟ ଯେଉଁ ସମସ୍ତ କର୍ମ କରିଥିଲେ, ତାଙ୍କ ରାଜତ୍ୱର ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ଇସ୍ରାଏଲ ଓ ଯିହୁଦାର ରାଜାମାନଙ୍କର ପୁସ୍ତକରେ ଲେଖାଯାଇଅଛି। ଏହି ପୁସ୍ତକ ଆମ୍ଭମାନଙ୍କୁ ସଦାପ୍ରଭୁଙ୍କ ପ୍ରତି ତାଙ୍କର ଆନୁଗତ୍ୟ ଓ ସେ କିପରି ସଦାପ୍ରଭୁଙ୍କ ନିୟମକୁ ମାନିଥିଲେ, ତାହା କହେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21

ନୂତନ ଯିରୁଶାଲମ

21 ଏହା ପରେ ମୁଁ ଗୋଟିଏ ନୂତନ ସ୍ୱର୍ଗ ଓ ନୂତନ ପୃଥିବୀ ଦେଖିଲି। ପ୍ରଥମ ସ୍ୱର୍ଗ ଓ ପ୍ରଥମ ପୃଥିବୀ ଅଦୃଶ୍ୟ ହୋଇଯାଇଥିଲା। ସେଠାରେ ଆଉ ସମୁଦ୍ର ନ ଥିଲା। ତା’ପରେ ମୁଁ ପରମେଶ୍ୱରଙ୍କଠାରୁ ସ୍ୱର୍ଗରୁ ପବିତ୍ର ନଗରୀ ତଳକୁ ଆସିବାର ଦେଖିଲି। ଏହି ପବିତ୍ର ନଗରୀ ନୂତନ ଯିରୁଶାଲମ ଅଟେ। ବର ପାଇଁ କନ୍ୟା ଯେପରି ସୁସଜ୍ଜିତା ହୋଇଥାଏ, ଠିକ୍ ସେହିପରି ଏହା ପ୍ରସ୍ତୁତ ଥିଲା।

ମୁଁ ସିଂହାସନରୁ ଏକ ଉଚ୍ଚ ସ୍ୱର ଶୁଣିଲି। ସେହି ସ୍ୱର କହିଲା, “ବର୍ତ୍ତମାନ ପରମେଶ୍ୱରଙ୍କର ବାସସ୍ଥାନ ଲୋକମାନଙ୍କ ପାଖରେ ଅଛି। ସେ ସେମାନଙ୍କ ସହିତ ରହିବେ। ସେମାନେ ତାହାଙ୍କର ଲୋକ ହେବେ। ପରମେଶ୍ୱର ନିଜେ ସେମାନଙ୍କ ସହିତ ରହିବେ ଓ ସେମାନଙ୍କର ପରମେଶ୍ୱର ହେବେ। ପରମେଶ୍ୱର ସେମାନଙ୍କ ଆଖିରୁ ସମସ୍ତ ଲୁହ ପୋଛି ଦେବେ। ଆଉ ଅଧିକ ମୃତ୍ୟୁ, ବିଷାଦ, କ୍ରନ୍ଦନ ବା କଷ୍ଟ ରହିବ ନାହିଁ। ସବୁ ପୁରାତନ ବିଷୟ ଲୋପପାଇଛି।”

ସିଂହାସନ ଉପରେ ଯିଏ ବସିଥିଲେ, ସେ କହିଲେ, “ମୁଁ ସମସ୍ତ ବିଷୟ ନୂତନ କରୁଅଛି।” ତା’ପରେ ସେ କହିଲେ, “ଏହା ଲେଖି ରଖ, କାରଣ ଏହି କଥାସବୁ ବିଶ୍ୱାସ ଯୋଗ୍ୟ ଓ ସତ୍ୟ।”

ସିଂହାସନରେ ବସିଥିବା ବ୍ୟକ୍ତି ମୋତେ କହିଲେ, “ଏହା ସମାପ୍ତ ହୋଇଯାଇଛି। ମୁଁ ହେଉଛି ପ୍ରଥମ ଓ ଶେଷ। [a] ମୁଁ ତୃଷାର୍ତ୍ତ ଲୋକକୁ ବିନା ମୂଲ୍ୟରେ ଜୀବନ୍ତଜଳ ନିର୍ଝରରୁ ପାନ କରିବାକୁ ଦେବି। ଯେ ବିଜୟୀ ହେବ, ସେ ଏହିସବୁ ପାଇବ। ମୁଁ ତାହାର ପରମେଶ୍ୱର ହେବି ଓ ସେ ମୋର ପୁତ୍ର ହେବ। କିନ୍ତୁ ଯେଉଁ ଲୋକମାନେ ଭୀରୁ, ଅବିଶ୍ୱାସୀ, ଘୃଣାକାର୍ଯ୍ୟ, ନରହତ୍ୟା, ଯୌନଗତ ପାପ, ମନ୍ଦ କୁହୁକ କରନ୍ତି ଓ ପ୍ରତିମାପୂଜକ ଏବଂ ମିଥ୍ୟାବାଦୀ ସେମାନେ ଅଗ୍ନି ଓ ଗନ୍ଧକ ଜଳୁଥିବା ହ୍ରଦରେ ସ୍ଥାନ ପାଇବେ। ଏହା ଦ୍ୱିତୀୟ ମୃତ୍ୟୁ।’’

ତା’ପରେ ସାତ ଜଣ ସ୍ୱର୍ଗଦୂତଙ୍କ ମଧ୍ୟରୁ ଯେଉଁମାନଙ୍କ ପାଖରେ ସାତୋଟି ଶେଷ କ୍ଳେଶର ସାତ ପାତ୍ର ଥିଲା, ସେହିମାନଙ୍କ ମଧ୍ୟରୁ ଜଣେ ମୋ’ ପାଖକୁ ଆସିଲେ। ସେହି ସ୍ୱର୍ଗଦୂତ ମୋତେ କହିଲେ, “ମୋ’ ସହିତ ଆସ। ମୁଁ ତୁମ୍ଭକୁ ବଧୂକୁ ଦେଖାଇବି। ସେ ମେଷଶାବକଙ୍କର ସ୍ତ୍ରୀ। 10 ସେ ଦୂତ ମୋତେ ଆତ୍ମା ଦ୍ୱାରା ଗୋଟିଏ ବହୁତ ବଡ଼ ଓ ଉଚ୍ଚ ପର୍ବତକୁ ନେଇଗଲେ। ସେ ମୋତେ ପବିତ୍ର ନଗରୀ ଯିରୁଶାଲମ ଦେଖାଇଲେ। ମୁଁ ସେହି ନଗରୀକୁ ପରମେଶ୍ୱରଙ୍କ ପାଖରୁ ସ୍ୱର୍ଗରୁ ଆସିବାର ଦେଖିଲି।

11 ସେହି ନଗରୀ ପରମେଶ୍ୱରଙ୍କ ଗୌରବରେ ଉଜ୍ଜ୍ୱଳମୟ ଦେଖାଯାଉଥିଲା। ଏହା ମୂଲ୍ୟବାନ ମଣି, ସୂର୍ଯ୍ୟକାନ୍ତ ପରି ଉଜ୍ଜ୍ୱଳ ହୋଇ ଝଲକୁଥିଲା। ଏହା ସ୍ଫଟିକ ପରି ସ୍ୱଚ୍ଛ ଥିଲା। 12 ନଗରୀର ଗୋଟିଏ ବଡ଼ ଉଚ୍ଚ କାନ୍ଥ ଥିଲା। ଏହାର ବାରଟି ପ୍ରବେଶଦ୍ୱାର ଥିଲା। ସେହି ଦ୍ୱାରମାନଙ୍କରେ ବାରଟି ସ୍ୱର୍ଗଦୂତ ଥିଲେ। ପ୍ରତ୍ୟେକ ପ୍ରବେଶ ଦ୍ୱାରରେ ଇସ୍ରାଏଲର ବାରଟି ପରିବାରର ଗୋଟିଏ ଗୋଟିଏ ଦଳର ନାମ ଖୋଦିତ ଥିଲା। 13 ସେଠାରେ ପୂର୍ବ ଦିଗରେ ତିନୋଟି ପ୍ରବେଶ ଦ୍ୱାରା, ଉତ୍ତରରେ ତିନୋଟି ପ୍ରବେଶ ଦ୍ୱାର, ଦକ୍ଷିଣରେ ତିନୋଟି ପ୍ରବେଶ ଦ୍ୱାର ଏବଂ ପଶ୍ଚିମ ଦିଗରେ ତିନୋଟି ଦ୍ୱାର ଥିଲା। 14 ନଗରୀର କାନ୍ଥସବୁ ବାରଟି ମୂଳଦୁଆ ପଥର ଉପରେ ଥିଲା। ସେହି ପଥର ଉପରେ ମେଷଶାବକଙ୍କର ବାରଜଣ ପ୍ରେରିତଙ୍କର ନାମ ଲେଖାଯାଇଥିଲା।

15 ମୋ’ ସହିତ କଥାବାର୍ତ୍ତା ହେଉଥିବା ସ୍ୱର୍ଗଦୂତଙ୍କ ହାତରେ ଗୋଟିଏ ସୁନାର ମାପଦଣ୍ଡ ଥିଲା। ସେ ନଗର, ଏହାର ପ୍ରବେଶ ଦ୍ୱାର ଏବଂ ଏହାର କାନ୍ଥ ମାପ କରିବା ପାଇଁ ଏହି ମାପଦଣ୍ଡ ନିଜ ହାତରେ ରଖିଥିଲେ। 16 ସେହି ନଗରୀଟି ଗ୍ଭରି କୋଣିଆ ଥିଲା। ଏହାର ଲମ୍ବା ଓ ଚଉଡ଼ା ସମାନ। ସେହି ଦୂତ ମାପଦଣ୍ଡରେ ନଗରୀକୁ ମାପିଲେ। ନଗରୀର ଲମ୍ବା 12,000 ଷ୍ଟାଡ଼ିଆ, ଚଉଡ଼ା 12,000 ଷ୍ଟାଡ଼ିଆ ଓ ଉଚ୍ଚତା ମଧ୍ୟ 12,000 ଷ୍ଟାଡ଼ିଆ [b] ଥିଲା। 17 ସେ ଦୂତ କାନ୍ଥର ଉଚ୍ଚତା ମଧ୍ୟ ମାପିଲେ ଏହା 144 ହାତ ହେଲା। ଦୂତ ମନୁଷ୍ୟମାନଙ୍କ ଦ୍ୱାରା ବ୍ୟବହୃତ ମାନଦଣ୍ଡରେ ମାପିଥିଲେ। 18 ସେହି ନଗରୀର କାନ୍ଥ ସୂର୍ଯ୍ୟକାନ୍ତମଣିରେ ତିଆରି ହୋଇଥିଲା। ସେହି ନଗରୀ ସ୍ୱଚ୍ଛକାଚ ପରି ଉଜ୍ଜ୍ୱଳ ଖାଣ୍ଟି ସୁନାରେ ତିଆରି ହୋଇଥିଲା।

19 ନଗରୀ କାନ୍ଥର ମୂଳଦୁଆ ପଥରରେ ବହୁମୂଲ୍ୟ ମଣି ଖଚିତ ଥିଲା। ପ୍ରଥମ କୋଣ ପଥରଟି ହୀରକମଣି, ଦ୍ୱିତୀୟଟି ନୀଳକାନ୍ତମଣି, ତୃତୀୟ ବୈଦୂର୍ଯ୍ୟମଣି, ଚତୁର୍ଥଟି ମରକତମଣି ଥିଲା। 20 ପଞ୍ଚମରେ ପୁଲକମଣି, ଷଷ୍ଠ ମାଣିକ୍ୟମଣି, ସପ୍ତମଟି ପୁଷ୍ପରାଗମଣି, ଅଷ୍ଟମରେ ଫିରୋଜମଣି, ନବମରେ ଗୋମେଦକମଣି, ଦଶମରେ ଲଶୁନୀୟମଣି, ଏକାଦଶରେ ଇନ୍ଦ୍ରନୀଳମଣି, ଓ ଦ୍ୱାଦଶରେ ସୁଗନ୍ଧମଣି ଖଚିତ ଥିଲା। 21 ବାରଟି ପ୍ରବେଶ ଦ୍ୱାର ହେଉଛି ବାର ଗୋଟି ମୁକ୍ତା। ପ୍ରତ୍ୟେକ ପ୍ରବେଶ ଦ୍ୱାର ଗୋଟିଏ ଲେଖା ମୁକ୍ତାରେ ତିଆରି ହୋଇଥିଲା। ନଗରର ରାଜପଥ ନିର୍ମିତ କାଚପରି, ଖାଣ୍ଟି ସୁନାରେ ତିଆରି ହୋଇଥିଲା।

22 ମୁଁ ସେହି ନଗରୀ ଭିତରେ କୌଣସି ମନ୍ଦିର ଦେଖିଲି ନାହିଁ। ସର୍ବଶକ୍ତିମାନ୍ ପ୍ରଭୁ ପରମେଶ୍ୱର ଓ ମେଷଶାବକ ହେଉଛନ୍ତି ସେହି ନଗରର ମନ୍ଦିର। 23 ସେହି ନଗରୀକୁ ଆଲୋକ ଦେବା ପାଇଁ ସୂର୍ଯ୍ୟ ବା ଚନ୍ଦ୍ରର ଆବଶ୍ୟକତା ନାହିଁ। ପରମେଶ୍ୱରଙ୍କର ମହିମା ନଗରୀକୁ ଆଲୋକ ଦିଏ। ମେଷଶାବକ ସେହି ନଗରୀର ପ୍ରଦୀପ ସ୍ୱରୂପ।

24 ନଗରୀର ଆଲୋକରେ ଜାତିସମୂହର ଲୋକମାନେ ଗ୍ଭଲିବେ। ପୃଥିବୀର ରାଜାମାନେ ସେମାନଙ୍କର ଐଶ୍ୱର୍ଯ୍ୟ ଏହି ନଗରୀକୁ ଦେବେ। 25 ସେହି ନଗରୀର ଦ୍ୱାରଗୁଡ଼ିକ କୌଣସି ଦିନ ବନ୍ଦ ରହିବ ନାହିଁ, କାରଣ ସେଠାରେ କେବେ ହେଲେ ରାତି ହେବ ନାହିଁ। 26 ସେହି ନଗରକୁ ଜାତିସମୂହର ଐଶ୍ୱର୍ଯ୍ୟ ଓ ମହିମା ଅଣାଯିବ। 27 କୌଣସି ଅଶୁଚି ଜିନିଷ ତା’ ଭିତରେ ପ୍ରବେଶ କରିବ ନାହିଁ। ଲଜ୍ଜାପୂର୍ଣ୍ଣ କାର୍ଯ୍ୟ କରିବା ଲୋକ ଓ ମିଥ୍ୟା କହିବା ଲୋକ ତା’ ଭିତରେ ପଶିପାରିବେ ନାହିଁ। ମେଷଶାବକଙ୍କ ଜୀବନପୁସ୍ତକରେ ନାମ ଲେଖା ହୋଇଥିବା ଲୋକମାନେ ସେହି ନଗରୀ ଭିତରେ ପ୍ରବେଶ କରିବେ।

ମଲାଖି ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 3

ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, “ଆମ୍ଭର ପଥ ପରିଷ୍କାର କରିବା ପାଇଁ ଆମ୍ଭେ ଆପଣା ଦୂତକୁ ପ୍ରେରଣ କରିବା। ଆଉ ଦେଖ ତୁମ୍ଭେମାନେ ଯେଉଁ ପ୍ରଭୁଙ୍କୁ ଅନ୍ୱେଷଣ କରୁଛ ସେ ହଠାତ୍ ତାଙ୍କ ମନ୍ଦିରକୁ ଆସିବ। ନିଶ୍ଚୟ ଚୁକ୍ତିର ବାର୍ତ୍ତାବାହକ ତୁମ୍ଭେ ଯାହା ବିଷୟରେ ସନ୍ତୁଷ୍ଟ ସେ ଆସୁଛନ୍ତି।

“ମାତ୍ର ସେହି ସମୟ ପାଇଁ କୌଣସି ବ୍ୟକ୍ତି ପ୍ରସ୍ତୁତ ହୋଇ ପାରିବ ନାହିଁ। ସେ ଯେତେବେଳେ ଆସିବେ କେହି ରକ୍ଷା କରିବେ ନାହିଁ। ସେ ଏକ ମାର୍ଜିତ ଅଗ୍ନି ସଦୃଶ ହେବ, ଆଉ ମଧ୍ୟ ପରିଷ୍କାରକାରୀ ରଜକର କ୍ଷାର ସ୍ୱରୂପ ହେବ। ଅଗ୍ନିରେ ରୂପା ବିଶୁଦ୍ଧ ହେଲାପରି ସେ ଲେବୀୟମାନଙ୍କୁ ପବିତ୍ର କରିବ। ସେ ସୁବର୍ଣ୍ଣ ଓ ରୌପ୍ୟ ସଦୃଶ ସେମାନଙ୍କୁ ଶୁଦ୍ଧ କରିବ। ତା’ପରେ ସେମାନେ ସଦାପ୍ରଭୁଙ୍କ ପାଇଁ ଉପଯୁକ୍ତ ନୈବେଦ୍ୟ ଆଣିବେ। ତା’ପରେ ସଦାପ୍ରଭୁ ଯିରୁଶାଲମ ଓ ଯିହୁଦା ନିକଟରୁ ଭେଟି ଗ୍ରହଣ କରିବେ, ସେ ଯେପରି ପ୍ରାଚୀନ କାଳରେ କରିଥିଲେ। ତା’ପରେ ଆମ୍ଭେ ତୁମ୍ଭ ନିକଟକୁ ଆସିବା ଓ ଉଚିତ୍ ବିଗ୍ଭର କରିବା। ଆମ୍ଭେ ଅତି ଶୀଘ୍ର ସାକ୍ଷ୍ୟ ଦେବା ସେମାନଙ୍କ ବିରୁଦ୍ଧରେ, ଯେଉଁମାନେ ମାୟାବୀ, ବ୍ୟଭିଗ୍ଭରୀ, ମିଥ୍ୟାବାଦୀ ଏବଂ ଯେଉଁମାନେ କାମ କରିବା ଲୋକଙ୍କୁ ଠକନ୍ତି। ଯେଉଁମାନେ ବିଧବା ଓ ଅନାଥମାନଙ୍କୁ ଅତ୍ୟାଗ୍ଭର କରନ୍ତି, ବିଦେଶୀମାନଙ୍କୁ ତଡ଼ି ଦିଅନ୍ତି। ସେହିପରି ଲୋକମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି ନାହିଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହିଥିଲେ।

ପରମେଶ୍ୱରଙ୍କଠାରୁ ଗ୍ଭେରି

“ଆମ୍ଭେ ସଦାପ୍ରଭୁ ଏବଂ ଆମ୍ଭେ ପରିବର୍ତ୍ତନ ହେବା ନାହିଁ। ସେଥିପାଇଁ ତୁମ୍ଭେ ଯାକୁବର ବଂଶଧର ବିନାଶ ହୋଇ ନାହଁ। ମାତ୍ର ତୁମ୍ଭେମାନେ ମୋର ବ୍ୟବସ୍ଥା ପାଳନ କଲ ନାହିଁ, ଠିକ୍ ଯେପରି ତୁମ୍ଭର ପୂର୍ବପୁରୁଷଗଣ ମଧ୍ୟ ଆମ୍ଭକୁ ଅବଜ୍ଞା କଲେ। ତୁମ୍ଭେମାନେ ଆମ୍ଭ ନିକଟକୁ ଫେରି ଆସ, ତାହାହେଲେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଫେରିଯିବା,” ସଦାପ୍ରଭୁ ଏହିକଥା କହିଥିଲେ।

“ତୁମ୍ଭେମାନେ ପଗ୍ଭରୁଛ, ‘ଆମ୍ଭେମାନେ କିପରି ଫେରିଯାଇ ପାରିବୁ?’

ଉତ୍ତରରେ ସର୍ବଶକ୍ତିମାନ୍ ସଦାପ୍ରଭୁ କହିଲେ,“ତୁମ୍ଭେମାନେ ପରମେଶ୍ୱରଙ୍କ ଦ୍ରବ୍ୟ ଗ୍ଭେରି କରିବା ବନ୍ଦ କର। ପରମେଶ୍ୱରଙ୍କ ଦ୍ରବ୍ୟ ଗ୍ଭେରି କରିବା ଉଚିତ୍ ନୁହେଁ। ମାତ୍ର ତୁମ୍ଭେମାନେ ଆମ୍ଭର ଦ୍ରବ୍ୟ ଗ୍ଭେରିକଲ।

“ତୁମ୍ଭେମାନେ ପୁଣି ପ୍ରଶ୍ନ କଲ, ‘ଆମ୍ଭେମାନେ ତୁମ୍ଭଠାରୁ କ’ଣ ଗ୍ଭେରି କଲୁ?’

ଉତ୍ତରରେ ସଦାପ୍ରଭୁ କହିଲେ, “ତୁମ୍ଭେମାନେ ତୁମ୍ଭ ଦ୍ରବ୍ୟର ଏକ ଦଶମାଂଶ ଦେବା କଥା। ମୋତେ ଏକ ସ୍ୱତନ୍ତ୍ର ଭେଟି ଦେବା କଥା। ମାତ୍ର ସେ ସବୁ ତୁମ୍ଭେମାନେ ମୋତେ ଦେଲନାହିଁ। ଏହିପରି ଭାବରେ, ସମଗ୍ର ଗୋଷ୍ଠୀ ମୋର ଦ୍ରବ୍ୟ ଗ୍ଭେରି କରିଛ। ତୁମ୍ଭେମାନେ ସମ୍ପୂର୍ଣ୍ଣ ଅଭିଶପ୍ତ।”

10 ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ତୁମ୍ଭମାନଙ୍କ ଦ୍ରବ୍ୟର ଏକ ଦଶମାଂଶ ଆମ୍ଭ ଭଣ୍ତାରକୁ ଆଣ ଯଦ୍ଦ୍ୱାରା କି ତୁମ୍ଭର ଗୃହରେ ଯଥେଷ୍ଟ ଖାଦ୍ୟ ରହିବ। ଆମ୍ଭକୁ ପରୀକ୍ଷା କର। ଯଦି ତୁମ୍ଭେମାନେ ଏହି କାର୍ଯ୍ୟ କର, ଆମ୍ଭେ ଆକାଶର ଝରକାସବୁ ଖୋଲିଦେବା ଏବଂ ତୁମ୍ଭ ଉପରେ ଆଶୀର୍ବାଦ ବୃଷ୍ଟି କରିବା। ପ୍ରତ୍ୟେକ ଦିଗରୁ ତୁମ୍ଭମାନଙ୍କର ଦରକାରଠାରୁ ଅଧିକ ତୁମ୍ଭେମାନେ ଲାଭ କରିବ। 11 ଆମ୍ଭେ ତୁମ୍ଭର ଶସ୍ୟକୁ ନଷ୍ଟ କରିବା ପାଇଁ କୀଟ ପଠାଇବା ନାହିଁ। ତୁମ୍ଭମାନଙ୍କର ଦ୍ରାକ୍ଷାଲତାସବୁ ଫଳ ଧାରଣ କରିବ।” ସର୍ବଶକ୍ତିମାନ୍ ସଦାପ୍ରଭୁ ଏହା କହିଥିଲେ।

12 “ଅନ୍ୟ ଦେଶର ଲୋକମାନେ ତୁମ୍ଭମାନଙ୍କୁ ସୁଖୀ ବୋଲି କହିବେ। ତୁମ୍ଭର ଦେଶ ଉତ୍ତମ ଓ ମନୋହର ହେବ।” ଏହା ସର୍ବଶକ୍ତିମାନ୍ ସଦାପ୍ରଭୁ କହିଥିଲେ।

ବିଗ୍ଭରର ସ୍ୱତନ୍ତ୍ର ଦିନ

13 ସଦାପ୍ରଭୁ କୁହନ୍ତି, “ତୁମ୍ଭେମାନେ ଆମ୍ଭ ବିରୁଦ୍ଧରେ କଟୁବାକ୍ୟ ପ୍ରୟୋଗ କରୁଛ।”

ତଥାପି ତୁମ୍ଭେ କହୁଛ, “ଆମ୍ଭେମାନେ ଆପଣଙ୍କ ବିରୁଦ୍ଧରେ କ’ଣ କହିଅଛୁ?”

14 ତୁମ୍ଭେମାନେ କହିଲ, “ପରମେଶ୍ୱରଙ୍କୁ ଉପାସନା କରିବା ନିରର୍ଥକ। ଆମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ପାଳନ କରିଥିଲୁ ମାତ୍ର ଆମ୍ଭେମାନେ କିଛି ଉପକୃତ ହେଲୁ ନାହିଁ। ଆମ୍ଭେମାନେ ଆମ୍ଭମାନଙ୍କର ପାପ ପାଇଁ ଡାକିଲୁ, ମାତ୍ର ତା’ର ଫଳ କିଛି ହେଲା ନାହିଁ। 15 ଆମ୍ଭେମାନେ ଚିନ୍ତା କରୁଛୁ ଗର୍ବୀ ଲୋକମାନେ ସୁଖୀ। ଦୁଷ୍ଟାଗ୍ଭରୀମାନେ କୃତକାର୍ଯ୍ୟ ହୁଅନ୍ତି। ସେମାନେ ପରମେଶ୍ୱରଙ୍କ ଧୈର୍ଯ୍ୟ ପରୀକ୍ଷା କରିବାକୁ ମନ୍ଦକାର୍ଯ୍ୟ କରି ଗ୍ଭଲନ୍ତି ଏବଂ ସେମାନେ କିଛି ଦଣ୍ତ ପାଆନ୍ତି ନାହିଁ।”

16 ଯେଉଁମାନେ ପରମେଶ୍ୱରଙ୍କୁ ଭୟ କରନ୍ତି ନିଜ ନିଜ ମଧ୍ୟରେ କଥାବାର୍ତ୍ତା ହେଲେ ଏବଂ ସଦାପ୍ରଭୁ ସେମାନଙ୍କ କଥାବାର୍ତ୍ତା ଶୁଣିଲେ। ସେ ଗୋଟିଏ ପୁସ୍ତକରେ ସେହିମାନଙ୍କର ନାମ ଲେଖିଲେ, ଯେଉଁମାନେ ପରମେଶ୍ୱରଙ୍କୁ ଭୟ ଓ ସମ୍ମାନ କରନ୍ତି। ଏବଂ ସେହି ଲୋକମାନଙ୍କର ଯେଉଁମାନେ ସଦାପ୍ରଭୁଙ୍କର ନାମକୁ ଭକ୍ତି କରନ୍ତି।

17 ସଦାପ୍ରଭୁ କହିଲେ, “ସେମାନେ ଆମ୍ଭର ନିଜ ଲୋକ, ଯେଉଁ ଦିନ ମୁଁ କାର୍ଯ୍ୟ କରିବାକୁ ସ୍ଥିର କରିଥାଏ ନ୍ୟାୟ ଦେବା ପାଇଁ। ମୁଁ ମୋ’ ଅନ୍ୱେଷଣକାରୀମାନଙ୍କୁ ସ୍ନେହ କରିବି ଯେପରି ଜଣେ ବାପା ତା’ର ଆଜ୍ଞାଧୀନ ପୁତ୍ରକୁ ସ୍ନେହ କରେ। 18 ତେଣୁ ତୁମ୍ଭେମାନେ ମୋ’ ନିକଟକୁ ଫେରି ଆସିବ ଏବଂ ତୁମ୍ଭେମାନେ ଉତ୍ତମ ବ୍ୟକ୍ତି ଓ ମନ୍ଦ ବ୍ୟକ୍ତି ମଧ୍ୟରେ ପ୍ରଭେଦ ଜାଣି ପାରିବ। ପରମେଶ୍ୱରଙ୍କ ଅନୁସରଣକାରୀ ଓ ପରମେଶ୍ୱରଙ୍କ ଅନୁସରଣ କରୁ ନ ଥିବା ବ୍ୟକ୍ତିମାନଙ୍କୁ ତୁମ୍ଭେମାନେ ବାରି ପାରିବ।

ଯୋହନ ଲିଖିତ ସୁସମାଗ୍ଭର 20

ଯୀଶୁଙ୍କର କେତେକ ଶିଷ୍ୟ ସମାଧିକୁ ଖାଲିପଡ଼ିଥିବା ଦେଖିଲେ(A)

20 ରବିବାର ଦିନ ପାହାନ୍ତିଆରେ ମ‌‌‌‌‌ଗ୍‌ଦଲୀନୀ ମରିୟମ ଯୀଶୁଙ୍କର କବର ନିକଟକୁ ଆସିଲେ। ସେତେବେଳେ ତଥାପି ଅନ୍ଧାର ଥିଲା। ସେ ଦେଖିଲେ ଯେ, ବହୂତ ବଡ଼ ପଥରଟି କବର ଦ୍ୱାରା ପାଖରୁ ଦୂରକୁ ଘୁଞ୍ଚି ଯାଇଛି। ତେଣୁ ମରିୟମ, ଶିମୋନ ପିତର ଓ ଅନ୍ୟ ଜଣେ ଶିଷ୍ୟ ଯାହାଙ୍କୁ ଯୀଶୁ ପ୍ରେମ କରୁଥିଲେ, ସେମାନଙ୍କ ନିକଟକୁ ଦୌଡ଼ିଗଲେ ଓ ସେ ସେମାନଙ୍କୁ କହିଲେ, “ସେମାନେ ପ୍ରଭୁଙ୍କର ମୃତଦେହକୁ କବର ଭିତରୁ ନେଇଯାଇଛନ୍ତି। ସେମାନେ ତାହାଙ୍କୁ କେଉଁଠାରେ ରଖିଛନ୍ତି ଆମ୍ଭେ ଜାଣି ନାହୁଁ।”

ତେଣୁ ପିତର ଓ ଅନ୍ୟ ଶିଷ୍ୟ କବର ନିକଟକୁ ଯିବାକୁ ବାହାରିଲେ। ସେମାନେ ଦୁହେଁ ଦୌଡ଼ୁଥିଲେ, କିନ୍ତୁ ପିତରଙ୍କଠାରୁ ଅନ୍ୟ ଶିଷ୍ୟଜଣକ ଜୋ‌ର୍‌ରେ ଦୌଡ଼ୁଥିଲେ। ତେଣୁ ସେ ପ୍ରଥମେ କବର ପାଖରେ ପହଞ୍ଚିଲେ। ସେ ନଇଁପଡ଼ି ଭିତରକୁ ଗ୍ଭହିଁ ପତଳା ଆଚ୍ଛାଦନ ବସ୍ତ୍ର ସେଠାରେ ପଡ଼ିଥିବା ଦେଖିଲେ, କିନ୍ତୁ ଭିତରକୁ ଗଲେ ନାହିଁ।

ତା’ପରେ ତାହାଙ୍କ ପଛରେ ଶିମୋନ ପିତର ଆସି ପହଞ୍ଚିଲେ। ପିତର କବର ଭିତରକୁ ଗଲେ ଏବଂ ସେ ମଧ୍ୟ ସେଠାରେ ପତଳା ଆଚ୍ଛାଦନ ବସ୍ତ୍ର ପଡ଼ିଥିବାର ଦେଖିଲେ। ଯେଉଁ ଲୁଗାଟି ଯୀଶୁଙ୍କ ମୁଣ୍ଡରେ ଗୁଡ଼ା ହୋଇଥିଲା ତାହା ସେ ଦେଖିଲେ। ତାହା ପତଳା ବସ୍ତ୍ର ପାଖରେ ନ ଥାଇ ଅଲଗା ଜାଗାରେ ଗୁଡ଼େଇ ହୋଇ ପଡ଼ିଥିଲା। ପତଳା ଆଚ୍ଛାଦନ ବସ୍ତ୍ର ସହିତ ତାହା ପଡ଼ି ନ ଥିଲା। ଏହା ପରେ ଅନ୍ୟଶିଷ୍ୟ ଜଣକ ମଧ୍ୟ ଭିତରକୁ ଗଲେ, ସେହି ଶିଷ୍ୟ ଜଣକ କବର ପାଖରେ ଆଗ ପହଞ୍ଚିଲେ। ସେ ସମସ୍ତ ଘଟଣା ଦେଖିଲେ ଓ ବିଶ୍ୱାସ କଲେ। ଧର୍ମଶାସ୍ତ୍ର ଅନୁସାରେ ‘ଯୀଶୁ ମୃତ୍ୟୁରୁ ଅବଶ୍ୟ ପୁନର୍ଜୀବିତ ହେବେ’, ଏହାର ଅର୍ଥ ସେହି ଶିଷ୍ୟମାନେ ଏପର୍ଯ୍ୟନ୍ତ ବୁଝି ପାରି ନ ଥିଲେ।

ମ‌‌‌‌‌ଗ୍‌ଦଲୀନୀ ମରିୟମଙ୍କୁ ଯୀଶୁ ଦେଖା ଦେଲେ(B)

10 ତା’ପରେ ଶିଷ୍ୟମାନେ ଘରକୁ ଫେରିଗଲେ। 11 କିନ୍ତୁ ମରିୟମ କବର ବାହାରେ ଠିଆ ହୋଇ କାନ୍ଦୁଥିଲେ। ସେ କାନ୍ଦୁଥିବା ବେଳେ ନଇଁପଡ଼ି କବର ଭିତରକୁ ଗ୍ଭହିଁଲେ। 12 ସେ ଦୁଇଜଣ ସ୍ୱର୍ଗଦୂତଙ୍କୁ ଧଳା ଲୁଗା ପିନ୍ଧି ଯୀଶୁଙ୍କ ଶରୀର ଯେଉଁଠାରେ ଥିଲା, ତାହା ପାଖରେ ବସିବାର ଦେଖିଲେ। ଜଣେ ସ୍ୱର୍ଗଦୂତ ଯୀଶୁଙ୍କ ମୁଣ୍ଡ ରହିଥିବା ଜାଗାରେ ଓ ଅନ୍ୟ ଜଣେ ପାଦ ରହିଥିବା ଜାଗାରେ ବସିଥିଲେ।

13 ସେମାନେ ମରିୟମଙ୍କୁ ପଗ୍ଭରିଲେ, “ହେ ନାରୀ, ତୁମ୍ଭେ କାହିଁକି କାନ୍ଦୁଛ?”

ମରିୟମ ଉତ୍ତର ଦେଲେ, “ମୋର ପ୍ରଭୁଙ୍କ ଶରୀର କେତେକ ଲୋକ ନେଇଯାଇଛନ୍ତି। ସେମାନେ ତାହାଙ୍କୁ କେଉଁଠି ରଖିଛନ୍ତି, ତାହା ମୁଁ ଜାଣି ନାହିଁ।” 14 ସେ ଏହା କହି ବୁଲି ପଡ଼ିଲେ। ସେ ଯୀଶୁଙ୍କୁ ସେଠାରେ ଠିଆ ହୋଇଥିବା ଦେଖିଲେ। କିନ୍ତୁ ମରିୟମ ତାହାଙ୍କୁ ଚିହ୍ନିଲେ ନାହିଁ।

15 ଯୀଶୁ ତାହାଙ୍କୁ ପଗ୍ଭରିଲେ, “ହେ ନାରୀ, ତୁମ୍ଭେ କାହିଁକି କାନ୍ଦୁଛ? ତୁମ୍ଭେ କାହାକୁ ଖୋଜୁଛ?”

ମରିୟମ ଭାବିଲେ, ଏହି ଲୋକ ହିଁ ବଗିଗ୍ଭର ଯତ୍ନ ନିଅନ୍ତି। ତେଣୁ ସେ ତାହାଙ୍କୁ କହିଲେ, “ମହାଶୟ ଆପଣ କ’ଣ ଯୀଶୁଙ୍କୁ ନେଇଯାଇଛନ୍ତି? ତାହାଙ୍କୁ ଆପଣ କେଉଁଠି ରଖିଛନ୍ତି? ମୋତେ କୁହନ୍ତୁ, ମୁଁ ଯାଇ ତାହାଙ୍କୁ ଘେନି ଆସିବି।”

16 ଯୀଶୁ ତାହାଙ୍କୁ କହିଲେ, “ମରିୟମ,”।

ମରିୟମ ତାହାଙ୍କ ଆଡ଼େ ବୁଲିପଡ଼ି ଯିହୂଦୀୟ ଭାଷାରେ କହିଲେ, “ରା‌ବ୍‌ବୂନୀ” ଅର୍ଥାତ୍ ‘ଗୁରୁ’।

17 ଯୀଶୁ ତାହାଙ୍କୁ କହିଲେ, “ମୋତେ ଧର ନାହିଁ। ମୁଁ ଏ ପର୍ଯ୍ୟନ୍ତ ପରମପିତାଙ୍କ ପାଖକୁ ଯାଇ ନାହିଁ। କିନ୍ତୁ ତୁମ୍ଭେ ଯାଇ ମୋର ଭାଇମାନଙ୍କୁ କୁହ ଯେ, ମୁଁ ମୋର ଓ ତୁମ୍ଭର ପରମପିତାଙ୍କ ପାଖକୁ ଫେରିଯାଉଛି। ମୁଁ ମୋର ଓ ତୁମ୍ଭର ପରମେଶ୍ୱରଙ୍କ ପାଖକୁ ଯାଉଅଛି।”

18 ମ‌‌‌‌‌ଗ୍‌ଦଲୀନୀ ମରିୟମ ଶିଷ୍ୟମାନଙ୍କ ପାଖକୁ ଗଲେ ଓ ସେମାନଙ୍କୁ କହିଲେ, “ମୁଁ ପ୍ରଭୁଙ୍କୁ ଦେଖିଲି।” ସେ ସେମାନଙ୍କୁ ଯୀଶୁ କରିଥିବା କଥା ଶୁଣାଇଲେ।

ଯୀଶୁ ଶିଷ୍ୟମାନଙ୍କୁ ଦର୍ଶନ ଦେଲେ(C)

19 ସେଦିନ ରବିବାର ଥିଲା। ସନ୍ଧ୍ୟାରେ ସବୁ ଶିଷ୍ୟମାନେ ଏକାଠି ହେଲେ। ଯିହୂଦୀ ନେତାମାନଙ୍କ ଭୟରେ ଶିଷ୍ୟମାନେ ଘରର ସବୁ କବାଟ ବନ୍ଦ କରିଦେଇଥିଲେ। ତା’ପରେ ଯୀଶୁ ଆସି ସେମାନଙ୍କ ମଧ୍ୟରେ ଠିଆ ହୋଇ ସେ କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ।” 20 ଯୀଶୁ ଏ କଥା କହିବା ପରେ ଶିଷ୍ୟମାନଙ୍କୁ ତାହାଙ୍କ ହାତ ଗୋଡ଼ ଦେଖାଇଲେ। ଶିଷ୍ୟମାନେ ପ୍ରଭୁଙ୍କୁ ଦେଖି ଅତ୍ୟନ୍ତ ଖୁସୀ ହେଲେ।

21 ଯୀଶୁ ପୁନର୍ବାର କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ। ମୋତେ ପରମପିତା ଯେପରି ପଠାଇଥିଲେ, ମୁଁ ସେହିପରି ତୁମ୍ଭକୁ ବର୍ତ୍ତମାନ ପଠାଉଛି।” 22 ଯୀଶୁ ଏହି କଥା କହିବା ପରେ ଶିଷ୍ୟମାନଙ୍କ ଉପରେ ପ୍ରଶ୍ୱାସ ଛାଡ଼ି ସେ କହିଲେ, “ପବିତ୍ରଆତ୍ମାଙ୍କୁ ଗ୍ରହଣ କର। 23 ଯଦି ତୁମ୍ଭେ ଲୋକମାନଙ୍କର ପାପ କ୍ଷମା କରିବ ତେବେ ସେମାନଙ୍କର ପାପ କ୍ଷମା କରାହେବ। ଯଦି ତୁମ୍ଭେ ଲୋକମାନଙ୍କର ପାପ କ୍ଷମା କରିବ ନାହିଁ, ତେବେ ସେମାନଙ୍କର ପାପ କ୍ଷମା କରାହେବ ନାହିଁ।”

ଥୋମାଙ୍କୁ ଯୀଶୁ ଦର୍ଶନ ଦେଲେ

24 ଥୋମା ଯାହାଙ୍କୁ ଦିଦୁମ କୁହାଯାଉଥିଲା, ଯୀଶୁ ଆସିଲା ବେଳେ ଶିଷ୍ୟମାନଙ୍କ ସହିତ ନ ଥିଲା। ସେ ବାରଜଣ ଶିଷ୍ୟଙ୍କ ମଧ୍ୟରୁ ଜଣେ ଥିଲା। 25 ଅନ୍ୟ ଶିଷ୍ୟମାନେ ଥୋମାଙ୍କୁ କହିଲେ, “ଆମ୍ଭେ ପ୍ରଭୁଙ୍କୁ ଦେଖିଲୁ।” ଥୋମା କହିଲେ, “ମୁଁ ତାହାଙ୍କ ହାତରେ କଣ୍ଟାଦାଗ ନ ଦେଖିଲା ପର୍ଯ୍ୟନ୍ତ ବିଶ୍ୱାସ କରିବି ନାହିଁ। ମୁଁ ମୋର ଆଙ୍ଗୁଠି ସେହି କଣ୍ଟାର ଦାଗରେ ନରଖିବା ଓ ତାହାଙ୍କ କକ୍ଷଦେଶରେ ମୋର ହାତ ନ ଦେବା ପର୍ଯ୍ୟନ୍ତ, ମୁଁ ବିଶ୍ୱାସ କରିବି ନାହିଁ।”

26 ଗୋଟିଏ ସପ୍ତାହ ପରେ ଶିଷ୍ୟମାନେ ପୁଣି ଘର ଭିତରେ ଥିଲେ। ଥୋମା ସେମାନଙ୍କ ସହିତ ଥିଲେ। କବାଟରେ ତାଲା ପଡ଼ିଥିଲା। କିନ୍ତୁ ଯୀଶୁ ଆସି ସେମାନଙ୍କ ମଧ୍ୟରେ ଠିଆ ହେଲେ। ସେ କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ।” 27 ତା’ପରେ ଯୀଶୁ ଥୋମାଙ୍କୁ କହିଲେ, “ଏଠାରେ ତୁମ୍ଭର ଅଙ୍ଗୁଳି ରଖ। ମୋ’ ହାତକୁ ଦେଖ। ମୋ’ କକ୍ଷଦେଶରେ ତୁମ୍ଭ ହାତ ରଖ। ଅବିଶ୍ୱାସ ନ କରି ବିଶ୍ୱାସ କର।”

28 ଥୋମା ଯୀଶୁଙ୍କୁ କହିଲେ, “ମୋର ପ୍ରଭୁ, ମୋର ପରମେଶ୍ୱର।”

29 ଯୀଶୁ ଥୋମାଙ୍କୁ କହିଲେ, “ତୁମ୍ଭେ ମୋତେ ଦେଖିବାରୁ ବିଶ୍ୱାସ କରୁଛ। ମାତ୍ର ଯେଉଁ ଲୋକମାନେ ମୋତେ ନ ଦେଖି ବିଶ୍ୱାସ କରନ୍ତି, ସେମାନେ ପ୍ରକୃତରେ ଆଶୀର୍ବାଦର ଯୋଗ୍ୟ।”

ଯୋହନ ଏହି ବହି ଲେଖିବାର କାରଣ

30 ଯୀଶୁ ଅନେକଗୁଡ଼ିଏ ଅନ୍ୟ ଆଶ୍ଚର୍ଯ୍ୟକାର୍ଯ୍ୟଗୁଡ଼ିକ କଲେ। ସେଗୁଡ଼ିକୁ ତାହାଙ୍କ ଶିଷ୍ୟମାନେ ଦେଖିଲେ। ସେହି ଆଶ୍ଚର୍ଯ୍ୟକାର୍ଯ୍ୟ ଗୁଡ଼ିକ ଏ ବହିରେ ଲେଖାଯାଇ ନାହିଁ, 31 କିନ୍ତୁ ଏହି ପୁସ୍ତକରେ ଏହିସବୁ ଲେଖା ହୋଇଛି ଯେପରି ତୁମ୍ଭେ ବିଶ୍ୱାସ କରିବ ଯେ ଯୀଶୁ ହେଉଛନ୍ତି ଖ୍ରୀଷ୍ଟ ଓ ପରମେଶ୍ୱରଙ୍କର ପୁତ୍ର ଅଟନ୍ତି ଓ ବିଶ୍ୱାସ କରି, ତୁମ୍ଭେମାନେ ତାହାଙ୍କ ନାମ ଦ୍ୱାରା ଜୀବନ ପ୍ରାପ୍ତ ହେବ, ଏଥିନିମନ୍ତେ ଏ ସମସ୍ତ ଲେଖାଯାଇଛି।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center