M’Cheyne Bible Reading Plan
ସପ୍ତମ ଦିନ-ବିଶ୍ରାମ
2 ଏହିପରି ଭାବରେ, ପରମେଶ୍ୱର ଆକାଶମଣ୍ଡଳରେ ଓ ପୃଥିବୀ ମଧ୍ୟରେ ଥିବା ସମସ୍ତ ବସ୍ତୁର ସୃଷ୍ଟି ସମାପ୍ତ କଲେ। 2 ସପ୍ତମ ଦିନରେ, ପରମେଶ୍ୱର ସୃଷ୍ଟିର ପ୍ରତ୍ୟେକ କାର୍ଯ୍ୟ ସମାପ୍ତ କଲେ। ସେଥିପାଇଁ ସପ୍ତମ ଦିନରେ ପରମେଶ୍ୱର ଆପଣାର ସମସ୍ତ କାର୍ଯ୍ୟରୁ ବିଶ୍ରାମ ନେଲେ। 3 ତା’ପରେ ପରମେଶ୍ୱର ଏହି ଦିନଟିକୁ ଆଶୀର୍ବାଦ କଲେ ଏବଂ ଏହାକୁ ଏକ ପବିତ୍ର ଦିନ କଲେ। କାରଣ ପରମେଶ୍ୱର ସମସ୍ତ ସୃଷ୍ଟି କରି ସାରିଲା ପରେ ବିଶ୍ରାମ ନେଲେ।
ମନୁଷ୍ୟର ସୃଷ୍ଟି
4 ଏହା ହେଲା ପୃଥିବୀ ଓ ଆକାଶମଣ୍ଡଳର ଇତିହାସ। ଯେଉଁ ସମୟରେ ପରମେଶ୍ୱର ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କଲେ, ଏହା ସେହି ସମୟର ଇତିହାସ। 5 ସେହି ସମୟରେ କୌଣସି ବୁଦା ବା ଘାସ ବଢ଼ି ନ ଥିଲା, ସଦାପ୍ରଭୁ ପୃଥିବୀରେ ବର୍ଷା କରାଇ ନ ଥିଲେ। କାରଣ ପୃଥିବୀର ଯତ୍ନ ନେବା ପାଇଁ କେହି ନ ଥିଲେ।
6 ଭୂମିରେ କାକର ପଡ଼ି ସମସ୍ତ ପୃଥିବୀକୁ ସନ୍ତସନ୍ତିଆ କଲା। 7 ଏହା ପରେ ସଦାପ୍ରଭୁ ପରମେଶ୍ୱର ଭୂମିରୁ ଧୂଳି ନେଇ ମନୁଷ୍ୟ ସୃଷ୍ଟି କଲେ। ସଦାପ୍ରଭୁ ତା’ର ନାସିକା ରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ। ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା। 8 ଏହା ପରେ ସଦାପ୍ରଭୁ ପରମେଶ୍ୱର, ଏଦନର ପୂର୍ବ ଦିଗରେ ଏକ ଉଦ୍ୟାନ ରୋପଣ କଲେ, ଏବଂ ସେଠାରେ ସେ ସୃଷ୍ଟି କରିଥିବା ମନୁଷ୍ୟକୁ ରଖିଲେ। 9 ସଦାପ୍ରଭୁ ପରମେଶ୍ୱର ପ୍ରତ୍ୟେକ ପ୍ରକାର ବୃକ୍ଷ ଯାହା ଦେଖିବାକୁ ସୁନ୍ଦର ଏବଂ ଖାଦ୍ୟ ପାଇଁ ଭଲ, ପୃଥିବୀରେ ସୃଷ୍ଟି କଲେ। ସେହିପରି ଭାବରେ ଉଦ୍ୟାନର ମଧ୍ୟଭାଗରେ ଜୀବନ ଦାୟକ ବୃକ୍ଷ ଓ ଭଲ ଓ ମନ୍ଦ ବିଷୟରେ ଜ୍ଞାନ ଦେବା ବୃକ୍ଷ ମଧ୍ୟ ଉତ୍ପନ୍ନ କଲେ।
10 ଗୋଟିଏ ନଦୀ ଏଦନରୁ ପ୍ରବାହିତ ହୋଇ ଉଦ୍ୟାନକୁ ଜଳ ଦିଏ। ଏହା ପରେ ସେହି ନଦୀ ଗ୍ଭରି ଭାଗରେ ବିଭକ୍ତ ହେଲା। 11 ପ୍ରଥମ ନଦୀର ନାମ ପିଶୋନ୍ ଥିଲା। ତାହା ସମସ୍ତ ହବିଲା ଦେଶ ଚତୁର୍ପାର୍ଶ୍ୱ ଦେଇ ବହିଗଲା, ଯେଉଁ ସ୍ଥାନରେ ସୁବର୍ଣ୍ଣ ଅଛି। 12 ସେହି ଦେଶରେ ଚିତ୍ତାକର୍ଷକ ସୁବର୍ଣ୍ଣ, ମୁକ୍ତା ଓ ଗୋମେଦକମଣି ଅଛି। 13 ଦ୍ୱିତୀୟ ନଦୀର ନାମ ଗୀହୋନ୍ ଥିଲା। ଏହା ସମସ୍ତ କୁଶ ଦେଶକୁ ବ୍ୟାପିଥିଲା। 14 ତୃତୀୟ ନଦୀର ନାମ ହିଦ୍ଦେକଲ୍ ଥିଲା, ଏହା ଅଶୂରିୟ ଦେଶର ସମ୍ମୁଖ ଦେଇ ଗମନ କରେ ଏବଂ ଚତୁର୍ଥ ନଦୀର ନାମ ଫରାତ୍ ଥିଲା।
15 ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ନେଇ ଏଦନ ଉଦ୍ୟାନରେ କୃଷିକର୍ମ ଓ ତାହାର ଯତ୍ନ ନେବା ପାଇଁ ନିଯୁକ୍ତ କଲେ। 16 ସଦାପ୍ରଭୁ ପରମେଶ୍ୱର ମନୁଷ୍ୟକୁ ଏହି ନିର୍ଦ୍ଦେଶ ଦେଲେ ଏବଂ କହିଲେ, “ତୁମ୍ଭେ ଉଦ୍ୟାନର ଯେକୌଣସି ଗଛର ଫଳ ଖାଇ ପାରିବ। 17 କିନ୍ତୁ ସତ୍ ଓ ଅସତ୍ ଜ୍ଞାନଦାୟକ ବୃକ୍ଷର ଫଳ ଭୋଜନ କରିବ ନାହିଁ। ଯଦି ତୁମ୍ଭେ ସେହି ବୃକ୍ଷର ଫଳ ଖାଇବ ତୁମ୍ଭେ ସେହି ଦିନ ମରିବ!”
ପ୍ରଥମ ନାରୀ
18 ଏହା ପରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମୁଁ ଦେଖି ପାରୁଛି ଯେ ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ମୁଁ ଆଉ ଜଣେ ଉପଯୁକ୍ତ ସହକାରିଣୀ ନିର୍ମାଣ କରିବି।”
19 ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳିରୁ ସମସ୍ତ ପଶୁ ଓ ଆକାଶରେ ସମସ୍ତ ପକ୍ଷୀଗଣର ସୃଷ୍ଟି କଲେ। ପରମେଶ୍ୱର ସମସ୍ତଙ୍କୁ ମନୁଷ୍ୟ ନିକଟକୁ ଦେଖାଇବାକୁ ଆଣିଲେ। ସେହି ମନୁଷ୍ୟ ସେମାନଙ୍କୁ କ’ଣ କହି ଡାକିବ, ଏହା ଜାଣିବା ପାଇଁ। ସେହି ସୃଷ୍ଟ ପ୍ରାଣୀଙ୍କୁ ସେ ଯାହା କହି ଡାକିଲା, ତାହା ସେମାନଙ୍କର ନାମ ହେଲା। 20 ମନୁଷ୍ୟ ବଡ଼ ପ୍ରାଣୀମାନଙ୍କର ନାମ, ଆକାଶରେ ଉଡ଼ୁଥିବା ପକ୍ଷୀ ଏବଂ ପ୍ରତ୍ୟେକ ଜୀବିତ ପ୍ରାଣୀଙ୍କର ନାମ ରଖିଲା। କିନ୍ତୁ ତା’ ଭିତରୁ କାହାକୁ ତାଙ୍କର ଅନୁରୂପ ସହକାରିଣୀ ଭାବେ ବାଛି ପାରି ନ ଥିଲା। 21 ତା’ପରେ ସଦାପ୍ରଭୁ ପରମେଶ୍ୱର ମନୁଷ୍ୟକୁ ଘୋର ନିଦ୍ରାରେ ଶୁଆଇ ଦେଲେ। ସେ ତା’ର ଶରୀରରୁ ଖଣ୍ଡେ ପଞ୍ଜରା ନେଲେ ଏବଂ ସେହି କ୍ଷତ ବନ୍ଦ କରିଦେଲେ। 22 ସଦାପ୍ରଭୁ ପରମେଶ୍ୱର ମନୁଷ୍ୟର ପଞ୍ଜରା ହାଡ଼ରୁ ଏକ ସ୍ତ୍ରୀ ନିର୍ମାଣ କଲେ ଏବଂ ମନୁଷ୍ୟ ନିକଟକୁ ତାହାକୁ ଆଣିଲେ। 23 ସେହି ମନୁଷ୍ୟ କହିଲା,
“ସେ ମୋ’ ପରି, ତା’ର ହାଡ଼ ମୋର ହାଡ଼ରୁ ଆସିଛି।
ତା’ର ଶରୀର ମୋର ଶରୀରରୁ ଆସିଛି।
ଯେହେତୁ ସେ ନରଠାରୁ ଆସିଛି,
ତାହାର ନାମ ‘ନାରୀ।’”
24 ମନୁଷ୍ୟ ପିତାମାତାଙ୍କୁ ଛାଡ଼ି ସ୍ତ୍ରୀ ସହିତ ଏକତ୍ରିତ ହେବ। ଯେପରି ସେମାନେ ଏକ ବ୍ୟକ୍ତି, ଏହା ଏପରି ଭାବରେ ହେବ।
25 ମନୁଷ୍ୟ ଓ ତାଙ୍କର ସ୍ତ୍ରୀ ଉଲଗ୍ନ ଥିଲେ, କିନ୍ତୁ ସେମାନେ ଲଜ୍ଜାବୋଧ କରୁ ନ ଥିଲେ।
ଯୀଶୁଙ୍କୁ ଦେଖିବା ପାଇଁ ପଣ୍ଡିତମାନଙ୍କ ଆଗମନ
2 ହେରୋଦଙ୍କ [a] ରାଜତ୍ୱକାଳରେ ଯିହୂଦା ରାଜ୍ୟର ବେଥ୍ଲେହିମ ନଗରରେ ଯୀଶୁ ଜନ୍ମ ହେଲେ। ଯୀଶୁ ଜନ୍ମ ହେବା ପରେ ପୂର୍ବ ଦେଶର କେତେକ ପଣ୍ଡିତ ଯିରୁଶାଲମକୁ ଆସିଲେ। 2 ସେମାନେ ପଗ୍ଭରିଲେ, “ଯିହୂଦୀମାନଙ୍କର ରାଜା ସେହି ନବଜାତ ଶିଶୁ କେଉଁଠାରେ? କାରଣ ଆମ୍ଭେ ପୂର୍ବ ଦେଶରେ ତାହାଙ୍କ ତାରା ଉଠିଥିବାର ଦେଖିଲୁ। ସେହି ତାରା ପ୍ରକାଶ କରେ ଯେ, ସେ ଜନ୍ମ ହୋଇଛନ୍ତି। ତେଣୁ ଆମ୍ଭେ ତାହାଙ୍କୁ ପ୍ରଣାମ କରିବାକୁ ଆସିଛୁ।”
3 ରାଜା ହେରୋଦ ଯିହୂଦୀମାନଙ୍କର ଏହି ନୂଆ ରାଜାଙ୍କ କଥା ଶୁଣିଲେ, ସେଥିପାଇଁ ସେ ଉଦ୍ବିଗ୍ନ ହେଲେ। ଯିରୁଶାଲମର ସବୁ ଲୋକ ମଧ୍ୟ ଚିନ୍ତିତ ହୋଇ ପଡ଼ିଲେ। 4 ହେରୋଦ ଯିହୂଦା ସମାଜର ସମସ୍ତ ପ୍ରମୁଖ ଯାଜକ ଏବଂ ଧର୍ମଶାସ୍ତ୍ରୀମାନଙ୍କର ଗୋଟିଏ ବୈଠକ ଡାକିଲେ। ସେ ସେମାନଙ୍କୁ ପଗ୍ଭରିଲେ, ଖ୍ରୀଷ୍ଟ କେଉଁଠାରେ ଜନ୍ମ ହେବେ? 5 ସେମାନେ କହିଲେ, “ଯିହୂଦା ପ୍ରଦେଶର ବେଥ୍ଲେହିମ ନଗରରେ। ଭବିଷ୍ୟଦ୍ବକ୍ତାଙ୍କ ଶାସ୍ତ୍ରରେ ଏସମ୍ପର୍କରେ ଲେଖିଛନ୍ତି:
6 ‘ହେ ଯିହୂଦା ପ୍ରଦେଶର ବେଥ୍ଲେହିମ!
ଯିହୂଦାର ଶାସକମାନଙ୍କ ଭିତରେ ତୁମ୍ଭେ ମହାନ।
ହଁ, ତୁମ୍ଭରି ଭିତରୁ ଜଣେ ଶାସକ ଆଗତ ହେବ,
ଏବଂ ସେହି ଶାସକ ମୋର ଲୋକମାନଙ୍କୁ ଇସ୍ରାଏଲକୁ କଢ଼ାଇନେବେ।’” (A)
7 ତା’ପରେ ହେରୋଦ ପୂର୍ବଦେଶରୁ ଆସିଥିବା ପଣ୍ଡିତମାନଙ୍କ ସହିତ ଗୁପ୍ତ ବୈଠକ କଲେ। ସେମାନେ କେତେବେଳେ ପ୍ରଥମେ ସେହି ତାରା ଦେଖିଥିଲେ, ତାହାର ସଠିକ୍ ସମୟ ହେରୋଦ ପଣ୍ଡିତମାନଙ୍କଠାରୁ ବୁଝିନେଲେ। 8 ହେରୋଦ ସେମାନଙ୍କୁ ବେଥ୍ଲେହିମ ପଠାଇଲେ ଓ କହିଲେ, “ତୁମ୍ଭେମାନେ ବେଥ୍ଲେହିମ ଯାଇ ଶିଶୁଟି ବିଷୟରେ ଯତ୍ନ ଭାବରେ ଖୋଜ ଖବର ନିଅ। ଯଦି ତୁମ୍ଭେ ତାକୁ ପାଇଯାଅ, ତେବେ ମୋତେ ଜଣାଅ। ତା’ପରେ ମୁଁ ମଧ୍ୟ ଯାଇ ତାହାଙ୍କୁ ପ୍ରଣାମ କରିବି।”
9 ପଣ୍ଡିତମାନେ ରାଜାଙ୍କ କଥା ଶୁଣି ଗ୍ଭଲିଗଲେ। ଯେଉଁ ତାରାଟି ସେମାନେ ଆଗରୁ ପୂର୍ବ ଦେଶରେ ଦେଖିଥିଲେ, ପୁଣି ଥରେ ତାକୁ ଦେଖିଲେ। ସେହି ତାରାଟି ତାହାଙ୍କ ଆଗେ ଆଗେ ଗ୍ଭଲିଲା ଏବଂ ଯେଉଁଠାରେ ପିଲାଟି ଥିଲା, ସେହି ସ୍ଥାନ ଉପରେ ସ୍ଥିର ହୋଇ ରହିଗଲା। 10 ତାରା ଦେଖି ପଣ୍ଡିତମାନେ ବହୁତ ଖୁସୀ ହେଲେ ଏବଂ ଆନନ୍ଦରେ ପରିପୂର୍ଣ୍ଣ ହେଲେ।
11 ସେମାନେ ଘର ଭିତରକୁ ଗଲେ। ମା ମରିୟମଙ୍କ ପାଖରେ ପିଲାଟିକୁ ଦେଖିଲେ। ତାହାଙ୍କୁ ଭୂମିଷ୍ଠ ପ୍ରଣାମ କରି ତାହାଙ୍କର ଉପାସନା କଲେ। ତା’ପରେ ସେମାନେ ଶିଶୁ ପାଇଁ ଆଣିଥିବା ଉପହାର ପେଡ଼ିଟି ଖୋଲିଲେ। ସେମାନେ ଶିଶୁକୁ ସୁନା, କୁନ୍ଦୁରୁ [b] ଓ ଗନ୍ଧରସ [c] ଉପହାର ଦେଲେ। 12 କିନ୍ତୁ ପରମେଶ୍ୱର ସେମାନଙ୍କୁ ହେରୋଦଙ୍କ ପାଖକୁ ଫେରି ନ ଯିବାକୁ ସ୍ୱପ୍ନରେ ସାବଧାନ କରାଇ ଦେଲେ। ତେଣୁ ସେମାନେ ଅନ୍ୟ ଏକ ପଥ ଦେଇ ନିଜ ଦେଶକୁ ଫେରିଗଲେ।
ଯୀଶୁଙ୍କ ବାପା-ମାଆ ତାହାଙ୍କୁ ମିଶରକୁ ନେଲେ
13 ପଣ୍ଡିତମାନେ ଗ୍ଭଲିଯିବାପରେ ପରମେଶ୍ୱରଙ୍କର ଜଣେ ଦୂତ ସ୍ୱପ୍ନରେ ଯୋଷେଫଙ୍କୁ ଦର୍ଶନ ଦେଇ କହିଲେ, “ଉଠ, ଶିଶୁଟିକୁ ଓ ତା’ ମାଙ୍କୁ ନେଇ ମିଶର ଦେଶକୁ ପଳାଅ ଏବଂ ମୁଁ ନ କହିବା ପର୍ଯ୍ୟନ୍ତ ସେଠାରେ ରୁହ। କାରଣ ହେରୋଦ ତାହାକୁ ମାରିଦେବା ପାଇଁ ଗ୍ଭହୁଁଥିବାରୁ ତାହାଙ୍କୁ ଖୋଜିବ।”
14 ତେଣୁ ଯୋଷେଫ ଉଠିଲେ, ସେ ଶିଶୁ ଓ ତା’ ମାଙ୍କୁ ଧରି ମିଶର ଦେଶକୁ ଯିବା ପାଇଁ ରାତିରେ ବାହାରି ପଡ଼ିଲେ। 15 ସେଠାରେ ଯୋଷେଫ ହେରୋଦଙ୍କ ମୃତ୍ୟୁ ପର୍ଯ୍ୟନ୍ତ ରହିଲେ। ପରମେଶ୍ୱର ତାହାଙ୍କ ଭବିଷ୍ୟଦ୍ବକ୍ତାଙ୍କ ମାଧ୍ୟମରେ ଯାହା କହିଥିଲେ, ତାହା ସଫଳ କରିବା ପାଇଁ ଏସବୁ ଘଟିଲା। ପ୍ରଭୁ ପରମେଶ୍ୱର କହିଥିଲେ, “ମୁଁ ମୋର ପୁଅକୁ ମିଶରରୁ ବାହାରି ଆସିବାକୁ କହିଛି।” [d]
ହେରୋଦ ବେଥ୍ଲେହିମର ଶିଶୁ ପୁତ୍ରମାନଙ୍କୁ ହତ୍ୟା କଲେ
16 ହେରୋଦ ଦେଖିଲେ ଯେ, ପଣ୍ଡିତମାନେ ତାହାଙ୍କୁ ବୋକା ବନେଇ ଦେଇଛନ୍ତି। ସେ ଖୁବ୍ ରାଗିଗଲେ। ସେ ପଣ୍ଡିତମାନଙ୍କଠାରୁ ଶିଶୁପୁତ୍ରଟିର ଜନ୍ମ ସମୟ ଜାଣିଥିଲେ। ତାହା ଦୁଇ ବର୍ଷ ତଳର କଥା ହୋଇଥିବାରୁ ସେ ବେଥ୍ଲେହିମ ଓ ତା’ ଆଖପାଖ ଅଞ୍ଚଳର ଦୁଇ ବର୍ଷ ବା ତା’ଠାରୁ କମ୍ ବୟସର ସବୁ ଶିଶୁପୁତ୍ରଙ୍କୁ ହତ୍ୟା କରିବାକୁ ଆଦେଶ ଦେଲେ। 17 ଏହିଭଳି ଭାବରେ ଭବିଷ୍ୟଦ୍ବକ୍ତା ଯିରିମିୟଙ୍କ ମାଧ୍ୟମରେ କୁହାଯାଇଥିବା ପ୍ରଭୁଙ୍କ ବାକ୍ୟ ସଫଳ ହେଲା:
18 “ରାମାରେ ଏକ ଦୁଃଖଭରା ସ୍ୱର ଶୁଣାଗଲା।
ତାହା ରୋଦନ ଓ ଅତିଶୟ ବିଳାପର ସ୍ୱର ଥିଲା।
ରାହେଲ ତା’ ପିଲାମାନଙ୍କ ପାଇଁ କାନ୍ଦୁଥିଲା।
କେହିହେଲେ ତାକୁ ସାନ୍ତ୍ୱନା ଦେଇ ପାରିବେନି।
କାରଣ ତା’ର ପିଲାମାନେ ମରିଯାଇଥିଲେ।”(B)
ଯୋଷେଫ ଓ ମରିୟମ ମିଶରରୁ ଫେରିଲେ
19 ହେରୋଦଙ୍କ ମୃତ୍ୟୁ ପରେ ମିଶରରେ ଯୋଷେଫଙ୍କୁ ସ୍ୱପ୍ନରେ ପ୍ରଭୁ ପରମେଶ୍ୱରଙ୍କର ଜଣେ ଦୂତ ଦେଖା ଦେଲେ। 20 ଦୂତ କହିଲେ, “ଉଠ, ପିଲାଟିକୁ ଓ ତା’ ମାକୁ ନେଇ ଇସ୍ରାଏଲ ଦେଶକୁ ଯାଅ। କାରଣ ଯେଉଁମାନେ ପିଲାଟିକୁ ମାରିଦେବାକୁ ଚେଷ୍ଟା କରୁଥିଲେ, ସେମାନେ ଏବେ ମରିଗଲେଣି।”
21 ତେଣୁ ଯୋଷେଫ ପ୍ରସ୍ତୁତ ହେଲେ, ସେ ପିଲାଟିକୁ ଓ ତା’ ମାକୁ ନେଇ ଇସ୍ରାଏଲ ଫେରିଗଲେ। 22 କିନ୍ତୁ ଯୋଷେଫ ଶୁଣିଲେ ଯେ, ହେରୋଦଙ୍କ ମୃତ୍ୟୁ ପରେ ତାହାଙ୍କ ପୁଅ ଆର୍ଖିଲାୟ ଯିହୂଦାରେ ରାଜା ହୋଇଛନ୍ତି। ତେଣୁ ସେ ସେଠାକୁ ଯିବାକୁ ଭୟ କଲେ। କିନ୍ତୁ ପରମେଶ୍ୱରଙ୍କଠାରୁ ସ୍ୱପ୍ନରେ ଆଦେଶ ପାଇ ଯୋଷେଫ ଗାଲିଲୀ ପ୍ରଦେଶକୁ ଗଲେ। 23 ସେ ସେଠାରେ ପହଞ୍ଚି ନାଜରିତ ନାମକ ନଗରରେ ବାସ କଲେ। ଖ୍ରୀଷ୍ଟ ନାଜରିତୀୟ ରୂପେ ଖ୍ୟାତ ହେବେବୋଲି ଭବିଷ୍ୟଦ୍ବକ୍ତାମାନଙ୍କ ମାଧ୍ୟମରେ ପରମେଶ୍ୱର କହିଥିଲେ। ସେହି ବାକ୍ୟ ଅନୁସାରେ ଏହା ଘଟିଲା।
ଫେରିଥିବା ବନ୍ଦୀମାନଙ୍କର ତାଲିକା
2 ପ୍ରଦେଶର ଏହି ଲୋକମାନେ ଯୁଦ୍ଧ ବନ୍ଦୀରୁ ମୁକ୍ତିପାଇ ଫେରି ଆସିଲେ। ଅତୀତରେ ବାବିଲର ରାଜା ନବୂଖଦ୍ନିତ୍ସର ବନ୍ଦୀ ଭାବରେ ବାବିଲୋନକୁ ନେଇଯାଇଥିଲେ। ସେହି ଲୋକମାନେ ଯିରୁଶାଲମ ଓ ଯିହୁଦାକୁ ଫେରି ଆସିଲେ। ପ୍ରତ୍ୟେକ ଲୋକ ସେମାନଙ୍କର ନିଜ ନିଜ ସହରକୁ ଫେରି ଆସିଲେ। 2 ଏହି ଲୋକମାନେ ସରୁବ୍ବାବିଲ, ଯେଶୂୟ, ନିହିମୟା, ସରାୟ, ରିୟେଲାୟ, ମର୍ଦ୍ଦଖୟ, ବିଲ୍ଶନ୍, ମିସ୍ପର, ବିଗ୍ବୟ, ରହୂମ୍ ଓ ବାନା ସଙ୍ଗେ ଫେରି ଆସିଲେ। ଇସ୍ରାଏଲୀୟ ବଂଶୀୟ ପୁରୁଷମାନଙ୍କର ସଂଖ୍ୟା ଏହିପରି ଥିଲା।
3 ପରିୟୋଶର ବଂଶଧର 2172 ଜଣ।
4 ଶଫଟିୟର ବଂଶଧର 372 ଜଣ।
5 ଆରହର ବଂଶଧର 775 ଜଣ।
6 ଯେଶୂୟ ଓ ଯୋୟାବର ପରିବାର ମଧ୍ୟରୁ ପହତ୍ ମୋୟାବର ବଂଶଧର 2812 ଜଣ।
7 ଏଲମର ବଂଶଧର 1254 ଜଣ।
8 ସତ୍ତୂର ବଂଶଧର 945 ଜଣ।
9 ସକ୍କୟର ବଂଶଧର 760 ଜଣ।
10 ବାନିର ବଂଶଧର 642 ଜଣ।
11 ବେବୟର ବଂଶଧର 623 ଜଣ।
12 ଅସଗଦର ବଂଶଧର 1222 ଜଣ।
13 ଅଦୋନୀକାମର ବଂଶଧର 666 ଜଣ।
14 ବିଗ୍ବୟର ବଂଶଧର 2056 ଜଣ।
15 ଅଦୀନର ବଂଶଧର 454 ଜଣ।
16 ହିଜକିୟର ପରିବାରରୁ ଅଟରର ବଂଶଧର 98 ଜଣ।
17 ବେତ୍ସୟର ବଂଶଧର 323 ଜଣ।
18 ଯୋରାହର ବଂଶଧର 112 ଜଣ।
19 ହଶୁମର ବଂଶଧର 223 ଜଣ।
20 ଗିବ୍ବରର ବଂଶଧର 95 ଜଣ।
21 ବୈଥ୍ଲେହମ ବଂଶଧର 123 ଜଣ।
22 ନଟୋଫାର ସହରରୁ 56 ଜଣ।
23 ଅନାଥୋତର ସହରରୁ 128ଜଣ।
24 ଅସ୍ମାବତର ପୁତ୍ରଗଣ 42 ଜଣ।
25 କିରିୟତ-ଯାରୀମ୍ ଓ କଫୀରା ଓ ବେରୋତ ସହରରୁ 743 ଜଣ।
26 ରାମାର ଓ ଗେବା ସହରରୁ 621 ଜଣ।
27 ମିକ୍ମସର ସହରରୁ 122 ଜଣ।
28 ବୈଥେଲ୍ର ଓ ଅୟ ସହରରୁ 223 ଜଣ।
29 ନେବାର ସହରରୁ 52 ଜଣ।
30 ମରାବୀଶ ସହରରୁ 156 ଜଣ।
31 ଅନ୍ୟ ଏଲମ ସହରରୁ 1254 ଜଣ।
32 ହାରୀମ ସହରରୁ 320 ଜଣ।
33 ଲୋଦ ଓ ହାଦୀଦ୍ ଓ ଓନୋ ସହରରୁ 725 ଜଣ।
34 ଯିରୀହୋ ସହରରୁ 345 ଜଣ।
35 ସନାୟା ସହରରୁ 3630 ଜଣ।
36 ଯିଦୟିୟର ଯାଜକମାନଙ୍କର ସଂଖ୍ୟା-
ଯେଶୂୟ ପରିବାରରୁ 973 ଜଣ।
37 ଇମ୍ମେର ବଂଶଧର 1052 ଜଣ।
38 ପଶ୍ହୂରର ବଂଶଧର 1247 ଜଣ।
39 ହାରୀମର ବଂଶଧର 1017 ଜଣ।
40 ଲେବୀୟ ପରିବାରବର୍ଗରୁ
ହୋଦବିୟର ପରିବାର ମଧ୍ୟରୁ ଯେଶୂୟ ଓ କଦ୍ମୀୟେଲର ବଂଶଧର 74 ଜଣ।
41 ଗାୟକମାନଙ୍କ ସଂଖ୍ୟା:
ଆସଫର ବଂଶଧର 128 ଜଣ।
42 ମନ୍ଦିର ଦ୍ୱାରପାଳମାନଙ୍କ ବଂଶଧରମାନଙ୍କ ସଂଖ୍ୟା,
ଶଲ୍ଲୁମର ବଂଶଧରଗଣ, ଆଟର ବଂଶଧରଗଣ, ଟଲମୋନ ବଂଶଧରଗଣ, ଆକ୍କବ ବଂଶଧରଗଣ, ହଟୀଟା ବଂଶଧରଗଣ ଓ ଶୋବୟର ବଂଶଧରଗଣ ସର୍ବମୋଟ 139 ଜଣ।
43 ମନ୍ଦିରର ବିଶେଷ ଦାସମାନଙ୍କ ବଂଶଧରମାନେ ହେଲେ:
ସୀହ, ହସୂଫା, ଟବ୍ବୟୋତ।
44 କେରୋସ, ସୀୟ, ପାଦିନେ,
45 ଲବାନାର, ହଗାବ, ଅକୂବ,
46 ହାଗବ, ଶମ୍ଲୟ, ହାନନ,
47 ଗଦ୍ଦେଲ, ଗହର, ରାୟା,
48 ରତ୍ସୀନ ବଂଶଧରଗଣ, ନକୋଦ ବଂଶଧରଗଣ, ଗସମ ବଂଶଧରଗଣ,
49 ଉଷ ବଂଶଧରଗଣ, ପାସେହ ବଂଶଧରଗଣ, ବେଷୟ ବଂଶଧରଗଣ,
50 ଆସ୍ନା ବଂଶଧରଗଣ, ମିଯୂନୀମ ବଂଶଧରଗଣ, ନଫିଷୀମ ବଂଶଧରଗଣ,
51 ବକ୍ବୁକ ବଂଶଧରଗଣ, ହକୁଫା ବଂଶଧରଗଣ, ହର୍ହୂର ବଂଶଧରଗଣ,
52 ବସ୍ଲୂତ ବଂଶଧରଗଣ, ମହୀଦା ବଂଶଧରଗଣ, ଦର୍ଶା ବଂଶଧରଗଣ,
53 ବର୍କୋସ ବଂଶଧରଗଣ, ସୀଷରା ବଂଶଧରଗଣ, ତେମହ ବଂଶଧରଗଣ,
54 ନତ୍ସୀହ ବଂଶଧରଗଣ, ହଟୀଫା ବଂଶଧରଗଣ,
55 ଶଲୋମନର ଦାସମାନଙ୍କର ବଂଶଧରଗଣ,
ସୋଟୟ ବଂଶଧରଗଣ, ହସୋଫେରତ ବଂଶଧରଗଣ, ପରୁଦା ବଂଶଧରଗଣ,
56 ଯାଳା ବଂଶଧରଗଣ, ଦର୍କୋଣ ବଂଶଧରଗଣ, ଗିଦ୍ଦେଲ ବଂଶଧରଗଣ,
57 ଶଫଟିୟ ବଂଶଧରଗଣ, ହଟୀଲ ବଂଶଧରଗଣ, ପୋଖେରତ୍ ବଂଶଧରଗଣ, ହତ୍ସବାୟିମ ବଂଶଧରଗଣ, ଅମୀ ବଂଶଧରଗଣ,
58 ନଥନିୟ ଶଲୋମନଙ୍କ ଦାସମାନଙ୍କର ବଂଶଧର ସର୍ବମୋଟ 392 ଜଣ।
59 ନିମ୍ନ ଲିଖିତ ଲୋକମାନେ ସହରରୁ ଆସିଲେ, ତେଲମେଲହ, ତେଲହର୍ଶା, କେରୁବ, ଅଦ୍ଦନ୍ ଓ ଇମ୍ମେର, ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ନିଜ ନିଜ ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ। ସେହି ଲୋକମାନେ ହେଲେ:
60 ଦଲାୟ, ଟୋବିୟ ଓ ନକୋଦର ବଂଶଧର 652 ଜଣ।
61 ଯାଜକମାନଙ୍କ ବଂଶଧରମାନଙ୍କ ମଧ୍ୟରୁ
ହବାୟ, ହକୋସ, ବର୍ସିଲ୍ଲୟ, ବର୍ସିଲ୍ଲୟ ଗିଲିୟଦୀୟ ବର୍ସିଲ୍ଲୟର ଏକ କନ୍ୟାକୁ ବିବାହ କରିବାରୁ ତାହାର ନାମ ଅନୁସାରେ ଖ୍ୟାତି ହୋଇଥିଲା।
62 ଏହି ଲୋକମାନେ ସେମାନଙ୍କର ବଂଶାବଳୀର ନଥିପତ୍ର ଖୋଜିଲେ, କିନ୍ତୁ ସେଗୁଡ଼ିକ ପାଇବାକୁ ଅକ୍ଷମ ହେଲେ, ତେଣୁ ସେମାନଙ୍କୁ ଯାଜକତ୍ୱରୁ ବାହାର କରି ଦିଆଗଲା। 63 ଶାସନକର୍ତ୍ତା ସେମାନଙ୍କୁ କହିଲେ ଯେ, ସେମାନେ ସବୁଠୁ ପବିତ୍ର ଖାଦ୍ୟ ଖାଇ ପାରିବେ ନାହିଁ, ଯେପର୍ଯ୍ୟନ୍ତ ଜଣେ ଯାଜକ ଊରୀମ ଓ ତୁମ୍ମୀମ ସହିତ ପରାମର୍ଶ କରି ଉପସ୍ଥିତ ହୋଇ ନାହିଁ।
64-65 ଏମାନେ ସମସ୍ତେ ମିଶି 42,360 ଜଣ ଥିଲେ। ଏମାନଙ୍କର ଦାସଦାସୀ ମିଶି 7337 ଜଣ। ସେମାନଙ୍କର ମଧ୍ୟ 200 ଜଣ ଗାୟକ ଓ ଗାୟୀକା ଥିଲେ। 66-67 ସେମାନଙ୍କର 736 ଟି ଘୋଡ଼ା ଥିଲା। 245 ଟି ଖଚର, 435 ଟି ଓଟ ଓ 6720 ଟି ଗଧମାନ ଥିଲା।
68 ସେହି ଦଳଟି ଆସି ଯିରୁଶାଲମର ସଦାପ୍ରଭୁଙ୍କର ମନ୍ଦିରରେ ଉପସ୍ଥିତ ହେଲେ। ସଦାପ୍ରଭୁଙ୍କର ସେହି ମନ୍ଦିର ସ୍ୱସ୍ଥାନରେ ସ୍ଥାପନ କରିବା ପାଇଁ ସ୍ୱେଚ୍ଛାପୂର୍ବକ ଦାନ କଲେ। 69 ସେମାନେ ନିଜ ନିଜ ଶକ୍ତି ଅନୁସାରେ ସେହି କର୍ମର ଭଣ୍ତାରରେ 61,000 ଡାରିକ ନାମକ ସ୍ୱର୍ଣ୍ଣମୂଦ୍ରା ଓ 5000 ପାଉଣ୍ତ ରୂପା ଓ ଯାଜକମାନଙ୍କ ନିମନ୍ତେ 100 ବସ୍ତ୍ର ଦେଲେ।
70 ଯାଜକମାନେ ଓ ଲେବୀୟମାନେ ଲୋକମାନଙ୍କ ମଧ୍ୟରୁ କେତେକ ଏବଂ ଗାୟକମାନେ, ଦ୍ୱାରପାଳକମାନେ, ନଥୀନୀୟମାନେ ନିଜ ନିଜ ନଗରରେ ଓ ସମଗ୍ର ଇସ୍ରାଏଲ ନିଜ ନିଜ ନଗରରେ ବାସ କଲେ।
ପବିତ୍ରଆତ୍ମାଙ୍କର ଆଗମନ
2 ଯେତେବେଳେ ପେଣ୍ଟିକଷ୍ଟ [a] ଦିନ ଆସିଲା ସେମାନେ ସମସ୍ତେ ଗୋଟିଏ ସ୍ଥାନରେ ଏକାଠି ଜମା ହୋଇଥିଲେ। 2 ସେତେବେଳେ ହଠାତ୍ ଆକାଶରୁ ଗୋଟିଏ ଶବ୍ଦ ଶୁଣାଗଲା। ଏହି ଶବ୍ଦ ଗୋଟିଏ ଭୀଷଣ ଝଡ଼ ବହିବା ପରି ଥିଲା। ଶବ୍ଦଟି ସେମାନେ ଯେଉଁ ଘର ଭିତରେ ବସିଥିଲେ, ସେହି ଘରର ଗ୍ଭରିଆଡ଼େ ବ୍ୟାପି ଗଲା। 3 ସେମାନେ ଅଗ୍ନିଶିଖା ପରି ଜିହ୍ୱାଗୁଡ଼ିକ କିଛି ଦେଖିଲେ। ଏହି ଅଗ୍ନିଶିଖାସବୁ ଭାଗ ଭାଗ ହୋଇ ସେଠାରେ ଥିବା ପ୍ରତ୍ୟେକ ବ୍ୟକ୍ତିର ଉପରେ ରହିଲା। 4 ସମସ୍ତେ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହେଲେ। ପବିତ୍ରଆତ୍ମାଙ୍କ ଦ୍ୱାରା ପାଉଥିବା ଶକ୍ତି ସାହାଯ୍ୟରେ ସେମାନେ ଭିନ୍ନ ଭିନ୍ନ ଭାଷାରେ କଥା କହିବାକୁ ଆରମ୍ଭ କଲେ।
5 ସେ ସମୟରେ ପୃଥିବୀର ସବୁ ଦେଶରୁ ଯିହୂଦୀ ଭକ୍ତମାନେ ଆସି ଯିରୁଶାଲମରେ ରହୁଥିଲେ। 6 ଏହି ଶବ୍ଦ ଶୁଣିବା ମାତ୍ରେ ସେମାନଙ୍କ ଭିତରୁ ବହୁତ ଲୋକ ଆସି ଜମା ହୋଇଗଲେ। ଲୋକମାନେ ଆଶ୍ଚର୍ଯ୍ୟ ହୋଇଗଲେ, କାରଣ ସେମାନେ ନିଜେ ଯେଉଁ ଭାଷାରେ କଥା ହେଉଥିଲେ, ପ୍ରେରିତମାନେ ସେହି ସେହି ଭାଷାରେ କଥା ହେଉଥିବାର ଶୁଣିଲେ।
7 ଏଥିରେ ଯିହୂଦୀମାନେ ଆଶ୍ଚର୍ଯ୍ୟ ହୋଇ ପରସ୍ପର ମଧ୍ୟରେ କଥାବାର୍ତ୍ତା ହେଲେ, “ଦେଖ, ଏହିପରି କଥା କହିଥିବା ଏହି ସମସ୍ତ ଲୋକେ ଗାଲିଲୀର ନୁହନ୍ତି କି? 8 କିନ୍ତୁ ଆମ୍ଭେମାନେ ସେମାନଙ୍କୁ ଆମ୍ଭ ମାତୃଭାଷାରେ କଥା କହିବାର କିପରି ଶୁଣୁଛୁ? ଏହା କିପରି ସମ୍ଭବ! 9 ଆମ୍ଭେ ଏଠାକୁ ଭିନ୍ନ ଭିନ୍ନ ସ୍ଥାନରୁ ଆସିଛୁ। ପାର୍ଥୀୟ, ମାଦୀୟ ଓ ଏଲାମୀୟ ପୁଣି ମେସପତାମିଆର ଲୋକମାନେ, 10 ଏବଂ ଯିହୂଦା, କାପ୍ପାଦକିଆ, ପନ୍ତ ଓ ଆସିଆ, ଫ୍ରୁଗିଆ ଓ ପ୍ରଫୂଲ୍ଲିଆ, ମିଶର ନିବାସୀ କୂରୀଣୀ ନିକଟବର୍ତ୍ତୀ ଲିବିୟା ପ୍ରଦେଶ ଲୋକେ ରୋମ ନଗରରୁ ଆସିଥିବା ତଥା କ୍ରୀତୀୟ ଓ ଆରବୀୟ ପରିଦର୍ଶକଗଣ। ଆମ୍ଭ ଭିତରୁ କେତେଜଣ ଜନ୍ମରୁ ଯିହୂଦୀ ଏବଂ ଅନ୍ୟ କେତେକ ଯିହୂଦୀ ଧର୍ମଗ୍ରହଣ କରିଥିବା ଲୋକମାନେ। 11 ଆମ୍ଭେ ସମସ୍ତେ ଭିନ୍ନ ଭିନ୍ନ ଦେଶରୁ ଆସିଛୁ। କିନ୍ତୁ ଆମ୍ଭେ ଏହି ଲୋକମାନଙ୍କଠାରୁ ଆମ୍ଭ ନିଜ ଭାଷା କହିବାର ଶୁଣୁଛୁ। ସେମାନେ ପରମେଶ୍ୱରଙ୍କର ମହତ୍ ଓ ଆଶ୍ଚର୍ଯ୍ୟ ପୂର୍ଣ୍ଣ କାର୍ଯ୍ୟକୁ ଆମ୍ଭ ଭାଷାରେ ବର୍ଣ୍ଣନା କରୁଛନ୍ତି। ଆମ୍ଭେ ଏହା ବୁଝି ପାରୁଛୁ।”
12 ସେମାନେ ସମସ୍ତେ ଆଶ୍ଚର୍ଯ୍ୟ ଓ ବିଭ୍ରାନ୍ତ ହୋଇ ପଡ଼ିଲେ। ସେମାନେ ପରସ୍ପର ଭିତରେ ପଚରା ଉଚରା ହେଲେ, “ଏ ସବୁ କ’ଣ ହେଉଛି?” 13 କିନ୍ତୁ ଅନ୍ୟ ଲୋକମାନେ ପ୍ରେରିତମାନଙ୍କୁ ଉପହାସ କରି କହିଲେ, “ଏମାନେ ସମସ୍ତେ ମଦପିଇ ମାତାଲ ହୋଇଛନ୍ତି।”
ପିତରଙ୍କର ଲୋକମାନଙ୍କୁ ସମ୍ବୋଧନ
14 ପିତର ସେହି ଏଗାର ଜଣ ପ୍ରେରିତଙ୍କ ସହ ଠିଆ ହୋଇ ସେହି ଲୋକମାନଙ୍କୁ ବଡ଼ ପାଟିରେ କହିଲେ, “ହେ ଯିହୂଦୀୟମାନେ, ହେ ଯିରୁଶାଲମ ବାସିନ୍ଦାମାନେ, ସମସ୍ତେ ମୋ’ କଥା ଶୁଣ। 15 ତୁମ୍ଭେମାନେ ଯାହା ଅନୁମାନ କରୁଛ ଯେ, ଏମାନେ ମାତାଲ, ତାହା ନୁହେଁ, କାରଣ ବର୍ତ୍ତମାନ ତ’ ସକାଳ ନ’ଟା ବାଜିଛି। 16 ଏବେ ଯାହା ଘଟୁଛି ସେ ବିଷୟରେ ଭାବବାଦୀ ଯୋୟେଲ କହିଥିଲେ:
17 “ପରମେଶ୍ୱର କହନ୍ତି, ମୁଁ ଶେଷ ସମୟରେ
ସମସ୍ତଙ୍କ ଉପରେ ମୋର ଆତ୍ମା ଢାଳିଦେବି।
ଯାହାଦ୍ୱାରା ତୁମ୍ଭମାନଙ୍କର ପୁଅ ଝିଅମାନେ ଭବିଷ୍ୟଦ୍ବାଣୀ କହି ପାରିବେ।
ତୁମ୍ଭମାନଙ୍କର ଯୁବକମାନେ ଦର୍ଶନ ପାଇବେ
ଓ ବୃଦ୍ଧ ଲୋକମାନେ ସ୍ୱପ୍ନ ଦେଖିବେ।
18 ହଁ, ସେତେବେଳେ ମୁଁ ନିଜ ସେବକ ସେବିକାମାନଙ୍କ ଉପରେ ନିଜ ଆତ୍ମା ଢାଳି ଦେବି,
ସେମାନେ ଭବିଷ୍ୟଦ୍ବାଣୀ କହିବେ।
19 ମୁଁ ଉପରିସ୍ଥ ଆକାଶରେ ବିସ୍ମୟଜନକ କାର୍ଯ୍ୟ
ଓ ନୀଚ୍ଚସ୍ଥ ପୃଥିବୀରେ ରକ୍ତ, ନିଆଁ, ମେଘ,
ଧୂଆଁର ଚିହ୍ନମାନ ଦେଖାଇବି।
20 ପ୍ରଭୁଙ୍କର ସେହି ମହତ୍ ଓ ପ୍ରସିଦ୍ଧ ଦିନ ଆସିବା ପୂର୍ବରୁ
ସୂର୍ଯ୍ୟ ଅନ୍ଧକାରମୟ
ଓ ଚନ୍ଦ୍ର ରକ୍ତ ବର୍ଣ୍ଣ ହୋଇଯିବ।
21 ସେତେବେଳେ ଯେ କେହି ପ୍ରଭୁଙ୍କ ନାମ ଉଚ୍ଚାରଣ କରିବ, ସେ ଉଦ୍ଧାର ପାଇବ।’(A)
22 “ହେ ଇସ୍ରାଏଲର ଲୋକମାନେ, ଏହିସବୁ କଥା ଶୁଣ: ନାଜରିତୀୟ ଯୀଶୁ ଜଣେ ବିଶିଷ୍ଟ ବ୍ୟକ୍ତି ଥିଲେ। ଯାହାଙ୍କୁ ଈଶ୍ୱର ପଠାଇ ଥିଲେ। ଯୀଶୁ ଯେଉଁସବୁ ଶକ୍ତିଶାଳୀ କାର୍ଯ୍ୟ ଏବଂ ଆଶ୍ଚର୍ଯ୍ୟ ଘଟଣା ସବୁ କରିଥିଲେ, ତାହାଦ୍ୱାରା ପରମେଶ୍ୱର ତୁମ୍ଭମାନଙ୍କ ନିକଟରେ ଏହା ପ୍ରମାଣିତ କରିଛନ୍ତି। 23 ତୁମ୍ଭେମାନେ ସମସ୍ତେ ଏସବୁ ଦେଖିଛ ଓ ଏସବୁ ଯେ ନିରାଟ ସତ୍ୟ ତାହା ଜାଣିଛ। ଏହି ଯୀଶୁଙ୍କୁ ଈଶ୍ୱର ନିଶ୍ଚିତ ଯୋଜନା ଓ ପୂର୍ବ ଜ୍ଞାନ ଅନୁସାରେ ତୁମ୍ଭମାନଙ୍କୁ ସମର୍ପି ଦିଆ ଯାଇଥିଲା। କିନ୍ତୁ ତୁମ୍ଭେମାନେ ଦୁଷ୍ଟମାନଙ୍କ ସାହାଯ୍ୟରେ ତାହାଙ୍କୁ କ୍ରୁଶରେ ଚଢ଼ାଇ କଣ୍ଟା ବାଡ଼େଇ ହତ୍ୟା କରିଦେଲ। 24 କିନ୍ତୁ ଈଶ୍ୱର ଏସବୁ ଘଟିବ ବୋଲି ଆଗରୁ ଜାଣିଥିଲେ। ସେଥିପାଇଁ ସେ ଯୀଶୁଙ୍କୁ ମୃତ୍ୟୁର ବନ୍ଧନରୁ ମୁକ୍ତ କରି ତାହାଙ୍କୁ ପୁଣି ଉଠାଇଅଛନ୍ତି। ମୃତ୍ୟୁ ତାହାଙ୍କୁ ବାନ୍ଧି ରଖିପାରିଲା ନାହିଁ। 25 ଦାଉଦ ତାହାଙ୍କ ବିଷୟରେ କହିଥିଲେ,
‘ମୁଁ ସର୍ବଦା ପ୍ରଭୁଙ୍କୁ ମୋ’ ସମ୍ମୁଖରେ ଦେଖୁଥିଲି।
ସେ ମୋତେ ନିରାପଦରେ ରଖିବା ପାଇଁ ମୋର ଡାହାଣ ପାଖରେ ରହନ୍ତି।
26 ଏହା ଦ୍ୱାରା ମୋର ମନ ପ୍ରଫୁଲ୍ଲିତ ହେଲା
ଓ ମୋ’ ମୁହଁରୁ ଆନନ୍ଦପୂର୍ଣ୍ଣ କଥା ବାହାରିଲା।
27 ମୋ’ ଶରୀର ମଧ୍ୟ ଭରସାରେ ବଞ୍ଚି ରହିବ, ଯେହେତୁ ତୁମ୍ଭେ ମୋର ଆତ୍ମାକୁ ମୃତ୍ୟୁ ସ୍ଥାନରେ ଛାଡ଼ିଦେବ ନାହିଁ।
ତୁମ୍ଭେ ନିଜର ପବିତ୍ର ବ୍ୟକ୍ତିକୁ କବରରେ କ୍ଷୟ ହେବାକୁ ଦେବ ନାହିଁ।
28 ତୁମ୍ଭେ ମୋତେ ଜୀବନର ପଥ ଦେଖାଇ ଅଛ।
ତୁମ୍ଭ ଉପସ୍ଥିତିରେ ମୋତେ ବହୁତ ଆନନ୍ଦ ମିଳିବ।’(B)
29 “ହେ ମୋର ଭାଇମାନେ, ମୁଁ ବିଶ୍ୱାସର ସହିତ ଆମ୍ଭ ପୂର୍ବପୁରୁଷ ଦାଉଦଙ୍କ ବିଷୟରେ ତୁମ୍ଭମାନଙ୍କୁ କହି ପାରିବି। ସେ ମୃତ୍ୟୁବରଣ କରି କବରସ୍ଥ ହୋଇଛନ୍ତି, ଏବଂ ତାହାଙ୍କର ଏହି କବର ଅଦ୍ୟାବଧି ଆମ୍ଭ ନିକଟରେ ଅଛି। 30 ଦାଉଦ ଜଣେ ଭାବବାଦୀ ଥିଲେ। ସେ ଜାଣିଥିଲେ, ପରମେଶ୍ୱର ତାହାଙ୍କ ପାଖରେ ପ୍ରତିଜ୍ଞା କରିଥିଲେ ଯେ, ସେ ତାହାଙ୍କ ବଂଶଧର ମଧ୍ୟରୁ ଜଣଙ୍କୁ ତାହାଙ୍କ ସିଂହାସନରେ ବସାଇବେ। 31 ଏଣୁ ଭବିଷ୍ୟତରେ ଯାହା ଘଟିବ, ତାହା ଦାଉଦ ପୂର୍ବରୁ ଜାଣିପାରି ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ସମ୍ପର୍କରେ କହିଥିଲେ,
‘ତାହାଙ୍କୁ ମୃତ୍ୟୁର ସ୍ଥାନରେ ଛାଡ଼ି ଦିଆ ଯାଇ ନାହିଁ
ଓ ତାହାଙ୍କର ଦେହ କବରରେ ପଚିସଢ଼ି ଯାଇ ନାହିଁ।’
ଦାଉଦ ଏହି ସ୍ଥାନରେ ଯୀଶୁ ଖ୍ରୀଷ୍ଟଙ୍କର ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ସମ୍ବନ୍ଧରେ କହିଥିଲେ। 32 ଏହି ଯୀଶୁଙ୍କୁ ଈଶ୍ୱର ଯେ ମୃତ୍ୟୁରୁ ଉଠାଇଛନ୍ତି, ଆମ୍ଭେମାନେ ସେଥିରେ ନିଜେ ସାକ୍ଷୀ ଅଟୁ। 33 ଯୀଶୁଙ୍କୁ ସ୍ୱର୍ଗକୁ ଉଠାଇ ନିଆ ଯାଇଛି। ସେ ବର୍ତ୍ତମାନ ଈଶ୍ୱରଙ୍କର ଡାହାଣ ପଟେ ଅଛନ୍ତି। ପରମପିତା ଯୀଶୁଙ୍କୁ ପବିତ୍ରଆତ୍ମା ଦେଇଛନ୍ତି। ଈଶ୍ୱର ଏହି ପବିତ୍ରଆତ୍ମା ଦେବା ପାଇଁ ଆଗରୁ ଶପଥ କରିଥିଲେ। ତେଣୁ ଯୀଶୁ ପବିତ୍ରଆତ୍ମାଙ୍କୁ ଢାଳି ଦେଉଛନ୍ତି। ବର୍ତ୍ତମାନ ତୁମ୍ଭେମାନେ ଏହା ଦେଖୁଅଛ ଓ ଶୁଣୁଅଛ। 34 ଦାଉଦ ସ୍ୱର୍ଗ ଆରୋହଣ କରି ନାହାନ୍ତି। କିନ୍ତୁ ଯୀଶୁ ସ୍ୱର୍ଗ ଆରୋହଣ କରିଛନ୍ତି। ଦାଉଦ ନିଜେ ଏହିକଥା କହିଛନ୍ତି:
‘ପ୍ରଭୁ ମୋର ପ୍ରଭୁଙ୍କୁ କହିଲେ:
35 ମୁଁ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦ ତଳକୁ ନ ଆଣିବା ପର୍ଯ୍ୟନ୍ତ
ତୁମ୍ଭେ ମୋର ଡାହାଣ ପଟେ ବସିଥାଅ।’ (C)
36 “ତେଣୁ ଇସ୍ରାଏଲର ସମସ୍ତେ ଏହା ଭଲ ଭାବରେ ଜାଣନ୍ତୁ ଯେ, ଏହି ଯେଉଁ ଯୀଶୁଙ୍କୁ ତୁମ୍ଭେମାନେ କ୍ରୁଶରେ ବିଦ୍ଧ କରିଛ, ଈଶ୍ୱର ତାହାଙ୍କୁ ପ୍ରଭୁ ଓ ମଶୀହ ପଦରେ ନିଯୁକ୍ତ କରିଛନ୍ତି।”
37 ଲୋକମାନେ ଏପ୍ରକାର କଥା ଶୁଣି ବହୁତ ଦୁଃଖିତ ହେଲେ। ସେମାନେ ପିତର ଓ ଅନ୍ୟ ପ୍ରେରିତମାନଙ୍କୁ ପଗ୍ଭରିଲେ, “ଭାଇମାନେ, ଆମ୍ଭେ କ’ଣ କରିବା?”
38 ପିତର ସେମାନଙ୍କୁ କହିଲେ, “ତୁମ୍ଭେମାନେ ତୁମ୍ଭମାନଙ୍କର ହୃଦୟ ଓ ଜୀବନ ପରିବର୍ତ୍ତନ କର। ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକଙ୍କୁ ନିଜ ପାପ କ୍ଷମା ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିସ୍ମ ନେବାକୁ ପଡ଼ିବ। ତେବେ ତୁମ୍ଭେମାନେ ପବିତ୍ରଆତ୍ମାର ଦାନ ପାଇବ। 39 ଏହି ପ୍ରତିଜ୍ଞା ତୁମ୍ଭମାନଙ୍କ ପାଇଁ ଦିଆଯାଇଛି। ଆହୁରି ମଧ୍ୟ ଏହା ତୁମ୍ଭର ପିଲାମାନଙ୍କ ପାଇଁ ଓ ଯେଉଁମାନେ ବହୁତ ଦୂରରେ ଅଛନ୍ତି ସେମାନଙ୍କ ପାଇଁ ଦିଆଯାଇଛି। ଯେଉଁମାନଙ୍କୁ ଈଶ୍ୱର ଆମ୍ଭମାନଙ୍କ ପ୍ରଭୁ, ଡାକନ୍ତି ସେ ସମସ୍ତଙ୍କ ପାଇଁ ଏହି ପ୍ରତିଜ୍ଞା ଦିଆଯାଇଛି।”
40 ପିତର ସେମାନଙ୍କୁ ଚେତନା ଦେଇ କହିଲେ, “ବର୍ତ୍ତମାନ ଏହି ମନ୍ଦ ଲୋକମାନଙ୍କଠାରୁ ନିଜକୁ ରକ୍ଷାକର।” 41 ଯେଉଁମାନେ ତାହାଙ୍କର ଏହି କଥା ଗ୍ରହଣ କଲେ ସେମାନେ ବାପ୍ତିଜିତ ହେଲେ। ସେଦିନ ସେହି ବିଶ୍ୱାସୀ ଦଳ ସହିତ ଆହୁରି ପ୍ରାୟ ତିନି ହଜାର ଲୋକ ଯୋଗଦେଲେ।
ବିଶ୍ୱାସୀମାନଙ୍କର ପରସ୍ପର ସହଭାଗିତା
42 ବିଶ୍ୱାସୀ ଲୋକମାନେ ଏକାଠି ମିଳିତ ହେବାକୁ ଲାଗିଲେ। ପ୍ରେରିତମାନଙ୍କ ଉପଦେଶ ଶୁଣିବାକୁ ସେମାନେ ସେମାନଙ୍କର ସମୟ ଦେଲେ। ବିଶ୍ୱାସୀମାନେ ପରସ୍ପରର ସହଭାଗୀ ହେଲେ। ସେମାନେ ରୋଟୀ ବାଣ୍ଟି ଖାଇବାରେ ଏବଂ ପ୍ରାର୍ଥନା କରିବାରେ ସମୟ ଦେଲେ। 43 ପ୍ରେରିତମାନେ ବହୁତ ଶକ୍ତିଶାଳୀ ଓ ବହୁତ ଆଶ୍ଚର୍ଯ୍ୟପୂର୍ଣ୍ଣ କାର୍ଯ୍ୟ କରୁଥିଲେ। ପ୍ରତ୍ୟେକ ଲୋକର ଈଶ୍ୱରଙ୍କ ପ୍ରତି ଅତି ଭକ୍ତି ଥିଲା। 44 ସମସ୍ତ ବିଶ୍ୱାସୀମାନେ ଏକାଠି ରହିଲେ ଏବଂ ସେମାନଙ୍କ ପାଖରେ ଯାହାସବୁ ଥିଲା, ସେଥିରେ ସମସ୍ତେ ଭାଗୀଦାର ହେଲେ। 45 ସେମାନେ ନିଜ ନିଜର ସବୁ ସମ୍ପତ୍ତି ଓ ଜିନିଷପତ୍ର ବିକି ଦେଲେ ଓ ସମସ୍ତ ଲୋକମାନଙ୍କୁ ସେମାନଙ୍କ ନିଜ ନିଜ ଆବଶ୍ୟକତା ଅନୁସାରେ ବାଣ୍ଟି ଦେଲେ। 46 ପ୍ରତିଦିନ ସେମାନେ ଏକାଠି ହୋଇ ଉପାସନା ମନ୍ଦିରରେ ପରସ୍ପରକୁ ଭେଟୁଥିଲେ। ସେ ସମସ୍ତଙ୍କର ଲକ୍ଷ୍ୟ ଏକ ଥିଲା। ସେମାନେ ସେମାନଙ୍କ ଘରେ ଏକତ୍ର ଖାଉଥିଲେ, ଏବଂ ଆନନ୍ଦପୂର୍ଣ୍ଣ ହୃଦୟରେ ପରସ୍ପରକୁ ଏଥିର ଅଂଶୀ କରାଉଥିଲେ। 47 ବିଶ୍ୱାସୀମାନେ ଈଶ୍ୱରଙ୍କର ପ୍ରଶଂସା କଲେ। ସବୁ ଲୋକମାନେ ସେମାନଙ୍କୁ ଭଲ ପାଉଥିଲେ। ପ୍ରତିଦିନ ଅଧିକରୁ ଅଧିକ ଲୋକ ପରିତ୍ରାଣ ପାଉଥିଲେ। ପରିତ୍ରାଣ ପାଉଥିବା ଲୋକମାନଙ୍କୁ ପ୍ରଭୁ ବିଶ୍ୱାସୀମାନଙ୍କ ଦଳରେ ସଂଯୁକ୍ତ କରୁଥିଲେ।
2010 by World Bible Translation Center