M’Cheyne Bible Reading Plan
ନୂତନର ଆରମ୍ଭ
9 ପରମେଶ୍ୱର ନୋହ ଏବଂ ତାଙ୍କର ପୁତ୍ରମାନଙ୍କୁ ଆଶୀର୍ବାଦ କଲେ। ପରମେଶ୍ୱର ସେମାନଙ୍କୁ କହିଲେ, “ବହୁ ସନ୍ତାନ ଜନ୍ମ କର, ଲୋକ ଦ୍ୱାରା ପୃଥିବୀକୁ ପୂର୍ଣ୍ଣ କର। 2 ପୃଥିବୀରେ ସମସ୍ତ ପଶୁ, ଆକାଶର ସମସ୍ତ ପକ୍ଷୀ ଭୂଚର ସମସ୍ତ ପ୍ରାଣୀ, ଏବଂ ସମୁଦ୍ର ମଧ୍ୟରେ ଥିବା ସମସ୍ତ ମତ୍ସ୍ୟ ତୁମ୍ଭମାନଙ୍କୁ ଭୟ କରିବେ। ସମସ୍ତ ଜୀବ ତୁମ୍ଭ ନିୟନ୍ତ୍ରଣରେ ରହିବେ। 3 ମୁଁ ତୁମ୍ଭକୁ ସବୁଜ ବୃକ୍ଷ ପରି ଦେଇଥିଲି। ବର୍ତ୍ତମାନ ପ୍ରତ୍ୟେକ ପଶୁ ତୁମ୍ଭର ଖାଦ୍ୟ ହେବ। ମୁଁ ଯାହାସବୁ ପୃଥିବୀରେ ଦେଇଛି ତାହା ସବୁ ତୁମ୍ଭର। 4 କିନ୍ତୁ, ମୁଁ ତୁମ୍ଭମାନଙ୍କୁ ଏକ ନିର୍ଦ୍ଦେଶ ଦେବି। ତୁମ୍ଭେ କୌଣସି ପ୍ରାଣୀର ସରକ୍ତ ମାଂସ ଖାଇବ ନାହିଁ। କାରଣ ରକ୍ତରେ ଜୀବନ ଅଛି। 5 ମୁଁ ରକ୍ତ ପାତ ଦ୍ୱାରା ଦଣ୍ଡିତ କରିବି, ତାହା ପ୍ରାଣୀ ଦ୍ୱାରା ହେଉ ବା ଲୋକମାନଙ୍କ ଦ୍ୱାରା। ଯଦି ଲୋକମାନେ ପରସ୍ପରକୁ ହତ୍ୟା କରନ୍ତି, ମୁଁ ରକ୍ତପାତ ଦ୍ୱାରା ଦଣ୍ଡିତ କରିବି।
6 “ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ତିଆରି କରିଛନ୍ତି।
ତେଣୁ ଯେକେହି ମନୁଷ୍ୟକୁ ହତ୍ୟା କରିବ, ସେ ନିଶ୍ଚିତ ଅନ୍ୟ ମନୁଷ୍ୟ ଦ୍ୱାରା ମରାଯିବ।
7 “ନୋହ, ତୁମ୍ଭର ଓ ତୁମ୍ଭ ପିଲାମାନଙ୍କର ନିଶ୍ଚୟ ବହୁତ ପିଲାପିଲି ହେବ। ତୁମ୍ଭେମାନେ ପୃଥିବୀକୁ ମନୁଷ୍ୟରେ ପରିପୂର୍ଣ୍ଣ କରିବ।”
8 ଏହା ପରେ ପରମେଶ୍ୱର ନୋହ ଏବଂ ତାଙ୍କର ପୁତ୍ରମାନଙ୍କୁ କହିଲେ, 9 “ମୁଁ ବର୍ତ୍ତମାନ ତୁମ୍ଭ ପାଇଁ ଏବଂ ତୁମ୍ଭ ପରେ ରହୁଥିବା ଲୋକମାନଙ୍କ ପାଇଁ ପ୍ରତିଜ୍ଞା କରୁଛି। 10 ଆମ୍ଭେ ଆମ୍ଭର ପ୍ରତିଜ୍ଞା କରିବା ସମସ୍ତ ପକ୍ଷୀ, ସମଗ୍ର ଗୃହପାଳିତ ପଶୁ, ଏବଂ ସମସ୍ତ ପଶୁମାନେ ଯେଉଁସବୁ ତୁମ୍ଭ ସହିତ ଜାହାଜରୁ ବାହାରି ଥିଲେ। ଆମ୍ଭେ ଆମ୍ଭର ପ୍ରତିଜ୍ଞା ସମସ୍ତ ପୃଥିବୀସ୍ଥ ଜୀବନ୍ତ ପ୍ରାଣୀଙ୍କ ପାଇଁ କରିବା। 11 ଏହା ଆମ୍ଭର ତୁମ୍ଭମାନଙ୍କ ପାଇଁ ପ୍ରତିଜ୍ଞା ସମସ୍ତ ଜୀବନ ପୃଥିବୀ ଉପରିସ୍ଥ ବନ୍ୟାରେ ଧ୍ୱଂସ ପାଇଥିଲା। କିନ୍ତୁ ଏପରି ପ୍ରଳୟ ଆଉ ପୁନରାୟ ହେବ ନାହିଁ। ଏହରି ବନ୍ୟା ଦ୍ୱାରା ଆଉ କଦାପି ପୃଥିବୀରୁ ଜୀବନ ସତ୍ତା ବିନାଶ ହେବ ନାହିଁ।”
12 ଏବଂ ପରମେଶ୍ୱର କହିଲେ, “ମୁଁ ତୁମ୍ଭମାନଙ୍କୁ କିଛି ପ୍ରମାଣ ଦେବି ଯେ ମୁଁ ତୁମ୍ଭମାନଙ୍କ ସହିତ ପ୍ରତିଜ୍ଞା କରିଅଛି। ଏହି ଚିହ୍ନ ତୁମ୍ଭକୁ ଦେଖାଇବ ଯେ ମୁଁ ତୁମ୍ଭମାନଙ୍କ ସହିତ ଏବଂ ପ୍ରତ୍ୟେକ ଜୀବନ୍ତ ପ୍ରାଣୀମାନଙ୍କ ସହିତ ନିୟମ କରିଅଛି। ଏହି ନିୟମ ସବୁଦିନ ପାଇଁ ସ୍ଥାୟୀ ହେବ। ଏହା ହିଁ ତୋରଣ ପ୍ରମାଣ। 13 ମୁଁ ମୋହର ମେଘଧନୁ ମେଘରେ ସ୍ଥାପନ କରିଅଛି। ତାହା ପୃଥିବୀ ସହିତ ମୋର ଚୁକ୍ତିର ଚିହ୍ନ ହେବ। 14 ଯେତେବେଳେ ମୁଁ ପୃଥିବୀ ଉପରେ ମେଘ ସଞ୍ଚାର କରିବି, ସେତେବେଳେ ସେହି ମେଘଧନୁ ମେଘରେ ଦେଖାଯିବ। 15 ମୁଁ ଯେତେବେଳେ ମେଘଧନୁକୁ ଦେଖେ ସେତେବେଳେ ମୁଁ ତୁମ୍ଭ ସହିତ ଓ ଅନ୍ୟାନ୍ୟ ସଜୀବ ପ୍ରାଣୀମାନଙ୍କ ସହିତ ହୋଇଥିବା ଚୁକ୍ତିକୁ ମନେ ପକାଇବି। ସେହି ଚୁକ୍ତି କହେ ଯେ, ଭବିଷ୍ୟତରେ ଏପରି ବନ୍ୟାରେ ସମସ୍ତେ ବିନାଶ ହେବେ ନାହିଁ। 16 ପୁଣି ମେଘଧନୁ ହେଲେ, ଆମ୍ଭେ ତାହା ପ୍ରତି ଦୃଷ୍ଟିପାତ କରିବା। ତହିଁରେ ପୃଥିବୀସ୍ଥ ସମସ୍ତ ସଜୀବ ପ୍ରାଣୀ ସହିତ ପରମେଶ୍ୱରଙ୍କର ଯେଉଁ ଅନନ୍ତକାଳସ୍ଥାୟୀ ନିୟମ ଅଛି, ତାହା ମୁଁ ସ୍ମରଣ କରିବି।”
17 ତେଣୁ ସଦାପ୍ରଭୁ ନୋହଙ୍କୁ କହିଲେ, “ପୃଥିବୀସ୍ଥ ମାଂସ ବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଯେଉଁ ଚୁକ୍ତି ସ୍ଥିର କରିଅଛୁ, ତହିଁରେ ମେଘଧନୁ ଏହି ଚିହ୍ନ ହେବ।”
ପୁଣି ସମସ୍ୟାମାନ ଦେଖାଗଲା
18 ନୋହଙ୍କର ପୁତ୍ରମାନେ ତାଙ୍କୁ ଧରି ଜାହାଜରୁ ବାହାରିଲେ। ସେମାନଙ୍କର ନାମ ଶେମ, ହାମ ଓ ଯେଫତ୍ (ହାମ ଥିଲେ କିଣାନର ପିତା) 19 ସେହି ତିନି ଜଣ ଯାକ ନୋହଙ୍କର ପୁତ୍ର ଥିଲେ। ଏବଂ ପୃଥିବୀର ସମସ୍ତ ଲୋକ ଏହି ତିନି ଜଣଙ୍କଠାରୁ ଜନ୍ମ ନେଲେ।
20 ନୋହ କୃଷକ ହେଲେ। ସେ କ୍ଷେତ୍ରରେ ଦ୍ରାକ୍ଷା ବୃକ୍ଷ ରୋପଣ କଲେ। 21 ନୋହ ତହିଁରୁ ଦ୍ରାକ୍ଷାରସ ପ୍ରସ୍ତୁତି କରି ପାନ କଲେ। ସେ ଦ୍ରାକ୍ଷାରସ ପାନ କରି ମତ୍ତ ହୋଇ ତାଙ୍କର ଲୁଗାପଟା ଖୋଲିଦେଇ ତାଙ୍କର ତମ୍ବୁରେ ପଡ଼ି ରହିଲେ। ସେ କୌଣସି ବସ୍ତ୍ର ପରିଧାନ କରି ନ ଥିଲେ। 22 କିଣାନର ପିତା ହାମ ଆପଣା ପିତାଙ୍କର ଉଲଗ୍ନତା ଦେଖି ବାହାରେ ଆପଣା ଦୁଇ ଭାଇଙ୍କୁ ସମାଗ୍ଭର ଦେଲେ। 23 ସେତେବେଳେ ଶେମ ଓ ଯେଫତ୍ କାନ୍ଧରେ ବସ୍ତ୍ର ଘେନି ପଶ୍ଚାତ୍ ଗତି କରି ଆପଣାମାନଙ୍କର ପିତାଙ୍କର ଉଲଗ୍ନତା ଆଚ୍ଛାଦନ କଲେ। ସେମାନେ ପଛ କରି ଯାଇଥିବାରୁ ପିତାଙ୍କର ଉଲଗ୍ନତା ଦିଖି ପାରିଲେ ନାହିଁ।
24 ଏହା ପରେ ନୋହ ଉଠିଲେ (ସେ ମଦ୍ୟ ପାନକରି ଶୋଇଥିଲେ)। ସେ ଜାଣିଲେ ଯେ ତାଙ୍କର ସାନପୁଅ ତାଙ୍କ ପାଇଁ କ’ଣ କରିଛନ୍ତି। 25 ତେଣୁ ନୋହ କହିଲେ,
“କିଣାନ ଶାପଗ୍ରସ୍ତ ହେଉ!
ସେ ଆପଣା ଭାତୃଗଣର ଦାସାନୁଦାସ ହେବ।”
26 ନୋହ ମଧ୍ୟ ଏପରି କହିଲେ,
“ଶେମ ଆଶୀର୍ବାଦ ପ୍ରାପ୍ତ ସଦାପ୍ରଭୁ ପରମେଶ୍ୱରଙ୍କ ଦ୍ୱାରା
କିଣାନ ଶେମର ଦାସ ହେଉ।
27 ପରମେଶ୍ୱର ଯେଫତ୍କୁ ବହୁତ ଜମି ଦିଅନ୍ତୁ।
ସେ ଶେମର ତମ୍ବୁରେ ବାସ କରୁ।
କିଣାନ ତାହାର ଦାସ ହେଉ।”
28 ବନ୍ୟା ପରେ ନୋହ ତିନିଶହ ପଗ୍ଭଶ୍ ବର୍ଷ ବଞ୍ଚିଲେ। 29 ଏହିପରି ନୋହ ମୋଟରେ 950 ବର୍ଷ ବଞ୍ଚିଲେ। ଏହା ପରେ ମୃତ୍ୟୁବରଣ କଲେ।
ଜାତିମାନଙ୍କର ବୃଦ୍ଧି ଓ ବିସ୍ତାର ହେଲା
10 ନୋହଙ୍କର ପୁତ୍ରମାନେ ଥିଲେ, ଶେମ, ହାମ ଏବଂ ଯେଫତ୍। ବନ୍ୟା ପରେ ଏହି ତିନି ଜଣଙ୍କର ସନ୍ତାନସନ୍ତତି ଜନ୍ମ ନେଇଥିଲେ।
ଯେଫତଙ୍କର ବଂଶାବଳୀ
2 ଯେଫତ୍ଙ୍କର ପୁତ୍ରମାନେ ହେଲେ, ଗୋମର, ମାଗୋଗ୍, ମାଦୟ, ତୁବଲ, ଯବନ, ମେଶକ ଓ ତିରସ।
3 ଅସ୍କିନସ୍, ରୀଫତ୍ ଓ ତୋଗର୍ମ ଏମାନେ ଥିଲେ ଗୋମରର ସନ୍ତାନ।
4 ପୁଣି ଇଲୀଶା, ତର୍ଶୀଶ, କିତ୍ତୀମ ଓ ଦୋଦାନୀମ ଏମାନେ ଯବନର ସନ୍ତାନ ଥିଲେ।
5 ଏମାନଙ୍କଠାରୁ ଅନ୍ୟ ଦେଶୀୟମାନଙ୍କର ଦ୍ୱୀପନିବାସୀଗଣ ଆପଣାମାନଙ୍କ ପାଇଁ ଦେଶ ବିଦେଶରେ ନିଜ ନିଜ ଭାଷାନୁଯାୟୀ ବ୍ୟାପ୍ତ ହୋଇ ନିଜ ନିଜ ବଂଶ ଓ ଗୋଷ୍ଠୀ ଅନୁସାରେ ବିଭକ୍ତ ହେଲେ!
ହାମର ବଂଶାବଳୀ
6 ହାମର ସନ୍ତାନଗଣ ଥିଲେ, କୂଶ୍, ମିଶର, ପୂଟ୍ ଓ କିଣାନ।
7 ସବା, ହବୀଲା, ସପ୍ତା, ରୟମା ଓ ସପ୍ତକା ଏମାନେ ଥିଲେ କୂଶର ସନ୍ତାନ। ଶିବା ଓ ଦନାନ ଏମାନେ ରୟମାର ସନ୍ତାନ।
8 ନିମ୍ରୋଦ୍ କୂଶର ପୁତ୍ର। ସେ ପୃଥିବୀ ମଧ୍ୟରେ ପରାକ୍ରମି ହେବାକୁ ଲାଗିଲା। 9 ସେ ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ହେଲା। ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ନିମ୍ରୋଦ୍ ତୁଲ୍ୟ ଥିଲେ ବୋଲି ଲୋକମାନେ କହୁଥିଲେ, “ସେ ବ୍ୟକ୍ତି ନିମ୍ରୋଦ୍ ସଦୃଶ ସଦାପ୍ରଭୁଙ୍କ ସମ୍ମୁଖରେ ଗୋଟିଏ ପରାକ୍ରାନ୍ତ ବ୍ୟାଧ।”
10 ଶିନିୟର ଦେଶରେ ବାବିଲ୍, ଏରକ୍, ଏକ୍କଦ୍ ଓ କଲନୀ ଏହିସବୁ ନଗର ତାହାର ପ୍ରଥମ ରାଜ୍ୟ ହେଲା। 11 ସେହି ଦେଶରୁ ଅଗ୍ରିୟା ବାହାରି ନୀନିବୀ ରହୋବୋତ୍ ପୁରୀ ଓ କେଲହ 12 ଏବଂ ନୀନିବୀ ଓ କେଲହର ମଧ୍ୟସ୍ଥିତ ରେଷନ ନଗର ସ୍ଥାପନ କଲା। (ରେଷନ ଏକ ପ୍ରଧାନ ନଗର ଥିଲା)।
13 ମିଶରୀୟମ ଲୂଦୀୟ, ଅନାମୀୟ, ଲହାବୀୟ ଓ ନପ୍ତୁହୀୟ ଲୋକମାନଙ୍କର ପିତା ଥିଲା। 14 ପଥ୍ରୋଷୀୟ, କସ୍ଲୁହୀୟ ଓ କପ୍ତୋରିୟ (ଏହି ପଲେଷ୍ଟୀୟ ଲୋକମାନେ କସ୍ଲୁହୀୟରୁ ଆସିଲେ।)
15 ସୀଦୋନର ପିତା ଥିଲା କିଣାନ, ସିଦୋନ ଥିଲା କିଣାନର ପ୍ରଥମ ପୁତ୍ର। କିଣାନ ମଧ୍ୟ ହେତର ପିତାଥିଲା। ହେତର ହେଲେ ଦୀଟାତୀୟମାନଙ୍କର ପିତା। 16 କିଣାନ ମଧ୍ୟ ଯିବୂଷୀୟ, ଇମୋରୀୟ ଓ ଗିର୍ଗାଶୀୟର ପିତା ଥିଲା। 17 ହିବ୍ବୀୟ, ଅର୍କୀୟ ଓ ସୀନିୟ 18 ଅର୍ବଦୀୟ, ସାମରୀୟ ଓ ହମାତୀୟ,
ଏହିପରି କିଣାନୀୟମାନଙ୍କର ବଂଶ ବ୍ୟାପିଲା। 19 ତହିଁରେ ସୀଦୋନଠାରୁ ଗରାର ଦିଗକୁ ହସା ପର୍ଯ୍ୟନ୍ତ ପୁଣି ସଦୋମ, ହମୋରା ଓ ଅଦ୍ମା, ସବୟୀମ ଦିଗରେ ଲେଶା ପର୍ଯ୍ୟନ୍ତ କିଣାନୀୟମାନଙ୍କ ବସତିର ସୀମା ଥିଲା।
20 ନିଜ ନିଜ ଦେଶ ଓ ଗୋଷ୍ଠୀରେ ସେମାନଙ୍କ ବଂଶ ଓ ଭାଷାନୁସାରେ ଏ ସମସ୍ତ ହାମର ସନ୍ତାନ।
ଶେମର ବଂଶାବଳୀ
21 ଯେଫତର ବଡ଼ଭାଇ ଶେମଙ୍କର ମଧ୍ୟ ସନ୍ତାନସନ୍ତତି ଥିଲେ, ସେହି ଏବର ଯେଫତର ବଡ଼ଭାଇ ହିବ୍ରୁ ବଂଶଧରମାନଙ୍କ ଆଦିପୁରୁଷ ଥିଲା।
22 ଶେମର ଏହିସବୁ ସନ୍ତାନ: ଏଲମ୍ ଓ ଅଶୂର ଓ ଅର୍ଫକ୍ଷଦ ଓ ଲୂଦ୍ ଓ ଅରାମ୍।
23 ଏହି ଅରାମର ସନ୍ତାନ ଊଷ୍, ହୂଲ, ଗେଥର ଓ ମଶ୍।
24 ଏବଂ ଅର୍ଫକ୍ଷଦର ସନ୍ତାନ ଶେଲହ,
ଓ ଶେଲହର ସନ୍ତାନ ଏବର।
25 ଏହି ଏବରର ଦୁଇ ପୁତ୍ର, ପ୍ରଥମର ନାମ ପେଲଗ୍, କାରଣ ସେହି ସମୟରେ ପୃଥିବୀ ବିଭକ୍ତ ହେଲା। ତାହାର ଭ୍ରାତାର ନାମ ଯକ୍ତନ।
26 ଏବଂ ଯକ୍ତନର ପୁତ୍ର ଅଲମୋଦଦ୍ ଓ ଶେଲପ୍, ହତ୍ସର୍ମାବତ ଓ ଯେରହ। 27 ହଦୋରାମ ଓ ଊଷଲ ଓ ଦିକ୍ଳ। 28 ଓବଲ ଓ ଅବୀମାୟେଲ୍ ଓ ଶିବା। 29 ଓଫୀର, ହବୀଲା ଓ ଯୋବବ୍, ଏହି ସମସ୍ତ ଯକ୍ତନର ସନ୍ତାନ। 30 ମେଷା ଅବଧି ପୂର୍ବ ଦିଗର ସଫାର ପର୍ବତ ପର୍ଯ୍ୟନ୍ତ ସେମାନଙ୍କର ବସତି ଥିଲା।
31 ଆପଣା ଦେଶରେ ସେମାନଙ୍କର ବଂଶ ଓ ଭାଷା ଓ ଗୋଷ୍ଠୀ ଅନୁସାରେ ଏ ସମସ୍ତେ ଶେମର ସନ୍ତାନ।
32 ନିଜ ନିଜ ଗୋଷ୍ଠୀରେ ସେମାନଙ୍କ ବଂଶାବଳୀ ଅନୁସାରେ ଏମାନେ ନୋହଙ୍କର ସନ୍ତାନଗଣର ବଂଶ ଥିଲେ। ପୁଣି ଜଳପ୍ଳାବନ ପରେ ଏମାନଙ୍କଠାରୁ ଉତ୍ପନ୍ନ ନାନା ଗୋଷ୍ଠୀ ପୃଥିବୀରେ ବିଭକ୍ତ ହେଲେ।
ଯୀଶୁ ଗୋଟିଏ ପକ୍ଷାଘାତ ରୋଗୀକୁ ସୁସ୍ଥ କଲେ(A)
9 ଯୀଶୁ ନୌକାରେ ବସି ହ୍ରଦର ଆର ପଟେ ଥିବା ନିଜ ନଗରକୁ ଫେରିଗଲେ। 2 କେତେକ ଲୋକ ଜଣେ ପକ୍ଷାଘାତ ରୋଗୀକୁ ଯୀଶୁଙ୍କ ପାଖକୁ ଆଣିଲେ। ସେ ରୋଗୀଟି ଶେଯରେ ଶୋଇଥିଲା। ଯୀଶୁ ସେହି ଲୋକମାନଙ୍କର ଗଭୀର ବିଶ୍ୱାସ ଥିବାର ଦେଖିଲେ। ସେ ପକ୍ଷାଘାତ ରୋଗୀକୁ କହିଲେ, “ହେ ଯୁବକ! ସାହସ ରଖ। ତୁମ୍ଭର ସବୁପାପ କ୍ଷମା କରାଗଲା।”
3 କେତେକ ଯିହୂଦୀ ଧର୍ମଶାସ୍ତ୍ରୀ ଏହା ଶୁଣିଲେ। ସେମାନେ ନିଜ ନିଜ ଭିତରେ କୁହାକୁହି ହେଲେ, “ଏ ଲୋକଟି ଏମିତି କଥା କହୁଛି, ସତେ ଯେପରି ସେ ନିଜେ ପରମେଶ୍ୱର। ଏହା ଦ୍ୱାରା ସେ ପରମେଶ୍ୱରଙ୍କ ନିନ୍ଦା କରୁଛି।”
4 ସେମାନେ ଯାହା ଭାବୁଥିଲେ, ଯୀଶୁ ତାହା ଜାଣି ପାରିଲେ। ତେଣୁ ସେ କହିଲେ, “ତୁମ୍ଭମୋନେ ମନ ଭିତରେ ମନ୍ଦ ଭାବନା କାହିଁକି ଆଣୁଛ? 5 ଏହି ପକ୍ଷାଘାତ ରୋଗୀଟିକୁ କେଉଁ ବିଷୟଟି କହିବା ଅଧିକ ସହଜ ହେବ: ‘ତୁମ୍ଭର ପାପ କ୍ଷମା କରି ଦିଆଗଲା’ ନା ‘ଉଠ, ଗ୍ଭଲିବା ଆରମ୍ଭ କର’? 6 ମୁଁ ତୁମ୍ଭକୁ ଦେଖେଇ ଦେବି ଯେ, ଏ ଜଗତରେ ମନୁଷ୍ୟପୁତ୍ରଙ୍କର ପାପ କ୍ଷମା କରିଦେବାର ଶକ୍ତି ଅଛି।” ତା’ପରେ ଯୀଶୁ ସେହି ପକ୍ଷାଘାତ ରୋଗୀଟିକୁ କହିଲେ, “ଉଠ, ତୁମ୍ଭର ବିଛଣା ଧରି ଘରକୁ ଯାଅ।’
7 ପକ୍ଷାଘାତ ରୋଗୀଟି ଉଠି ଘରକୁ ଗ୍ଭଲିଗଲା। 8 ଜମା ହୋଇଥିବା ଲୋକେ ଏ କଥା ଦେଖି ଆଶ୍ଚର୍ଯ୍ୟ ହୋଇଗଲେ। ପରମେଶ୍ୱର ଜଣେ ମଣିଷକୁ ଏପରି ଶକ୍ତି ଦେଇଥିବାରୁ ସେମାନେ ପରମେଶ୍ୱରଙ୍କର ମହିମା ଗାନ କଲେ।
ଯୀଶୁ ମାଥିଉଙ୍କୁ ବାଛିଲେ(B)
9 ଯୀଶୁ ସେଠାରୁ ଯାଉ ଯାଉ ଦେଖିଲେ ଯେ, କରଆଦାୟ କେନ୍ଦ୍ରରେ ଜଣେ ଲୋକ ବସିଛନ୍ତି। ତାହାଙ୍କ ନାମ ଥିଲା ମାଥିଉ। ଯୀଶୁ ତାହାଙ୍କୁ କହିଲେ, “ମୋର ଅନୁସରଣ କର।” ମାଥିଉ ଉଠି ଯୀଶୁଙ୍କର ଅନୁଗମନ କଲେ।
10 ଯୀଶୁ ମାଥିଉଙ୍କ ଘରେ ଖାଉଥିଲେ। ସେ ଖାଇବା ବେଳେ ଅନେକ କରଆଦାୟକାରୀ ଓ ଅନେକ ପାପୀମାନେ ସେଠାରେ ପହଞ୍ଚିଲେ। ସେମାନେ ଯୀଶୁ ଓ ତାହାଙ୍କ ଅନୁଗାମୀମାନଙ୍କ ସହ ଖାଇଲେ। 11 ଫାରୂଶୀମାନେ ଏହା ଦେଖି ଯୀଶୁଙ୍କ ଅନୁଗାମୀମାନଙ୍କୁ ପଗ୍ଭରିଲେ, “ତୁମ୍ଭର ଗୁରୁ କରଆଦାୟକାରୀ ଓ ପାପୀମାନଙ୍କ ସହିତ କାହିଁକି ଖାଉଛନ୍ତି?”
12 ଫାରୂଶୀମାନଙ୍କ କଥା ଶୁଣି ଯୀଶୁ କହିଲେ, “ଜଣେ ସୁସ୍ଥଲୋକ ପାଇଁ ଡାକ୍ତର ଆବଶ୍ୟକ ନାହିଁ, କିନ୍ତୁ ଜଣେ ରୋଗୀ ପାଇଁ ଡାକ୍ତର ଦରକାର। 13 ମୁଁ ତୁମ୍ଭକୁ ଗୋଟିଏ କଥା କହିବି। ତୁମ୍ଭେ ଯାଇ ବୁଝ ଯେ ଏହି ଶାସ୍ତ୍ର ବାକ୍ୟର ଅର୍ଥ କ’ଣ: ‘ମୁଁ ପଶୁବଧ ଗ୍ଭହେଁ ନାହିଁ, ମୁଁ ଲୋକମାନଙ୍କ ଭିତରେ ଦୟାଭାବ ଗ୍ଭହେଁ।’ [a] ମୁଁ ଧାର୍ମିକ ଲୋକଙ୍କୁ ଡାକିବାକୁ ଆସି ନାହିଁ। ମୁଁ ପାପୀ ଲୋକଙ୍କୁ ଡାକିବାକୁ ଆସିଛି।”
ଯୀଶୁ ଅନ୍ୟ ଧାର୍ମିକ ଯିହୂଦୀଙ୍କ ଭଳି ନୁହନ୍ତି(C)
14 ଯୋହନଙ୍କ [b] ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସିଲେ, ସେମାନେ ଯୀଶୁଙ୍କୁ ପଗ୍ଭରିଲେ, “ଆମ୍ଭେ ଓ ଫାରୂଶୀମାନେ ଅଧିକାଂଶ ସମୟରେ ଉପବାସ କରୁଛୁ, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଉପବାସ କରନ୍ତି ନାହିଁ କାହିଁକି?”
15 ଯୀଶୁ ସେମାନଙ୍କୁ କହିଲେ, “ବର ଯେପର୍ଯ୍ୟନ୍ତ ବରଯାତ୍ରୀମାନଙ୍କ ସହିତ ଥିବ, ସେପର୍ଯ୍ୟନ୍ତ ବରଯାତ୍ରୀମାନେ ଦୁଃଖ କରିବେ କି? କିନ୍ତୁ ଦିନ ଆସିବ ବରକୁ ତାହାଙ୍କଠାରୁ ଛଡ଼େଇ ନିଆଯିବ। ସେତେବେଳେ ବରଯାତ୍ରୀମାନେ ଦୁଃଖୀ ହେବେ। ତା’ପରେ ସେମାନେ ଉପବାସ କରିବେ।
16 “କେହି କେବେ ପୁରୁଣା ଲୁଗା କଣାରେ ନୂଆ କନାର ତାଳି ପକାଏ ନାହିଁ, କାରଣ ନୂଆ କନା ଧୋଇବା ପୂର୍ବରୁ ଯାକି ହୋଇ ନ ଥାଏ। ନୂଆ କନାର ତାଳି ପକାଇ ଦେଲେ ତାହା ଯାକି ହେବା ବେଳକୁ ପୁରୁଣା ଲୁଗାକୁ ଗ୍ଭରିପଟୁ ଟାଣିଦେବ ଓ କଣାଟି ଆହୁରି ଅଧିକ ବଡ଼ ହୋଇଯିବ। 17 ଆହୁରି ଲୋକେ ନୂଆ ଦ୍ରାକ୍ଷାରସ ପୁରୁଣା ପାତ୍ରରେ ଢାଳନ୍ତି ନାହିଁ। ତା କଲେ, ପୁରୁଣା ପାତ୍ର ଫାଟିଯାଏ ଓ ଅଙ୍ଗୁରରସ ଢାଳି ହୋଇଯାଏ, ସେଥିପାଇଁ ସେମାନେ ନୂଆ ଦ୍ରାକ୍ଷାରସ ନୂଆ ଚମଡ଼ା ପାତ୍ରରେ ରଖନ୍ତି, ଏଥିରେ ଦ୍ରାକ୍ଷାରସ ଓ ପାତ୍ର ଦୁଇଟି ସୁରକ୍ଷିତ ରଖାଯାଇ ପାରିବ।”
ଯୀଶୁ ଗୋଟିଏ ମୃତ ଝିଅଟିକୁ ଜୀବନ ଦେଲେ ଓ ଅସୁସ୍ଥ ସ୍ତ୍ରୀଲୋକଟିକୁ ସୁସ୍ଥ କରିଦେଲେ(D)
18 ଯୀଶୁ ଏ ବିଷୟ କହୁଥିବା ସମୟରେ ଯିହୂଦୀ ପ୍ରାର୍ଥନାଗୃହର ଜଣେ ଅଧ୍ୟକ୍ଷ ଆସିଲେ। ସେ ଯୀଶୁଙ୍କ ଆଗରେ ଆଣ୍ଠୁମାଡ଼ି ବସି ପଡ଼ିଲେ ଓ କହିଲେ, “ମୋର ଝିଅ ଏବେ ମରିଗଲା। ତୁମ୍ଭେ ଆସି ତା’ଉପରେ ହାତ ରଖିଦିଅ, ତା’ହେଲେ ସେ ପୁଣି ବଞ୍ଚି ଉଠିବ।”
19 ଯୀଶୁ ଉଠିଲେ। ସେ ଅଧ୍ୟକ୍ଷଙ୍କ ସହିତ ସେଠାକୁ ବାହାରିଲେ। ତାହାଙ୍କ ଶିଷ୍ୟମାନେ ମଧ୍ୟ ତାହାଙ୍କ ସହିତ ସେଠାକୁ ଗଲେ।
20 ସେଠାରେ ଜଣେ ସ୍ତ୍ରୀଲୋକ ଥିଲା, ତା’ର ବାରବର୍ଷ ଧରି ରକ୍ତସ୍ରାବ ହେଉଥିଲା। ସେ ସ୍ତ୍ରୀଲୋକଟି ଯୀଶୁଙ୍କ ପଛ ପଟକୁ ଆସି ତାହାଙ୍କ ପିନ୍ଧା ବସ୍ତ୍ରର ଧାରକୁ ଛୁଇଁଦେଲା। 21 ଏହା କଲାବେଳେ ସେ ମନେ ମନେ ଭାବୁଥିଲା, “ମୁଁ ତାହାଙ୍କ ବସ୍ତ୍ର ଟିକିଏ ଛୁଇଁଦେଲେ ସୁସ୍ଥ ହୋଇଯିବି।”
22 ଯୀଶୁ ବୁଲିପଡ଼ି ତାହାକୁ ଗ୍ଭହିଁଲେ। ଯୀଶୁ କହିଲେ, “ଝିଅ, ସାହସ ଧର। ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରି ଦେଇଛି।” ସଙ୍ଗେ ସଙ୍ଗେ ସେ ସ୍ତ୍ରୀଲୋକଟି ସୁସ୍ଥ ହୋଇଗଲା।
23 ତା’ପରେ ଯୀଶୁ ଯିହୂଦୀ ପ୍ରାର୍ଥନାଗୃହର [c] ଅଧ୍ୟକ୍ଷଙ୍କ ଘରେ ପହଞ୍ଚିଲେ। ସେଠାରେ ବଂଶୀବାଦକମାନେ ସମାଧି ଜନିତ ବଂଶୀ ବଜାଉଥିଲେ। ଝିଅଟି ମରିଯାଇଥିବାରୁ ଲୋକେ କାନ୍ଦୁଥିଲେ। 24 ଯୀଶୁ ସମସ୍ତଙ୍କୁ କହିଲେ, “ବାହାରିଯାଅ। ଝିଅଟି ମରି ନାହିଁ। ସେ କେବଳ ଶୋଇ ପଡ଼ିଛି।” ଏହା ଶୁଣି ଲୋକେ ଯୀଶୁଙ୍କୁ ଉପହାସ କଲେ। 25 ଲୋକଙ୍କୁ ଘର ଭିତରୁ ବାହାର କରି ଦିଆଯିବା ପରେ ଯୀଶୁ ଭିତରକୁ ଗଲେ। ଝିଅଟିର ହାତ ଧରିଲେ, ଝିଅଟି ଉଠି ଠିଆ ହେଲା। 26 ଏ ଖବର ସେହି ଅଞ୍ଚଳସାରା ବ୍ୟାପିଗଲା।
ଯୀଶୁ ଅନେକ ଲୋକଙ୍କୁ ସୁସ୍ଥ କରନ୍ତି
27 ଯୀଶୁ ସେହି ସ୍ଥାନ ଛାଡ଼ି ଯାଉଥିବା ସମୟରେ ଦୁଇଜଣ ଅନ୍ଧ ଲୋକ ତାହାଙ୍କୁ ଅନୁସରଣ କଲେ। ସେମାନେ ପାଟି କରି କହୁଥିଲେ, “ହେ ଦାଉଦଙ୍କ ପୁତ୍ର, [d] ଆମ୍ଭମାନଙ୍କୁ ଦୟା କର।”
28 ଯୀଶୁ ପୁଣି ଭିତରକୁ ଗଲେ, ଅନ୍ଧ ଦୁଇଟି ମଧ୍ୟ ତାହାଙ୍କ ସଙ୍ଗରେ ଗଲେ। ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେ କ’ଣ ବିଶ୍ୱାସ କରୁଛ ଯେ, ମୁଁ ତୁମ୍ଭକୁ ଆଖି ଦାନ କରି ପାରିବି?” ସେମାନେ ଉତ୍ତର ଦେଲେ, “ହଁ, ପ୍ରଭୁ”।
29 ତା’ପରେ ଯୀଶୁ ସେମାନଙ୍କ ଆଖିକୁ ଛୁଇଁଲେ। ସେ କହିଲେ, “ତୁମ୍ଭେ ଯେପରି ବିଶ୍ୱାସ କରିଅଛ, ତୁମ୍ଭ ପ୍ରତି ସେହିପରି ହେଉ।” 30 ତା’ପରେ ଅନ୍ଧ ଦୁଇଜଣ ଦେଖିବାକୁ ପାଇଲେ। ଯୀଶୁ ସେମାନଙ୍କୁ ଦୃଢ଼ ଭାବରେ ଚେତାବନୀ ଦେଇ କହିଲେ, “ଏ ବିଷୟ ଅନ୍ୟକୁ କହିବ ନାହିଁ।” 31 କିନ୍ତୁ ଅନ୍ଧ ଦୁହେଁ ଏ ଖବର ସେ ଅଞ୍ଚଳସାରା ପ୍ରଗ୍ଭର କରିଦେଲେ।
32 ସେ ଅନ୍ଧ ଦୁଇଜଣ ଗଲାପରେ କେତେକ ଲୋକ ଯୀଶୁଙ୍କ ପାଖକୁ ଆଉ ଜଣେ ଲୋକକୁ ଆଣିଲେ। ସେ କଥା କହି ପାରୁ ନ ଥିଲା। କାରଣ ତା ଦେହରେ ଭୂତ ପ୍ରବେଶ କରି ରହିଥିଲା। 33 ଯୀଶୁ ତା’ ଦେହରୁ ଭୂତକୁ ତଡ଼ିଦେଲେ, କିଛି କହି ପାରୁ ନ ଥିବା ଲୋକଟି ପୁଣି ତା’ର କହିବା ଶକ୍ତି ଫେରି ପାଇଲା। ଜମା ହୋଇଥିବା ଲୋକେ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ କହିଲେ, “ଇସ୍ରାଏଲରେ ଏଭଳି ଘଟଣା ଘଟିବା ଆମ୍ଭେ କେବେ ହେଲେ ଦେଖି ନ ଥିଲୁ।”
34 କିନ୍ତୁ ଫାରୂଶୀମାନେ କହିଲେ, “ଯୀଶୁ ଭୂତମାନଙ୍କ ମୁଖିଆଙ୍କ ସାହାଯ୍ୟରେ ଅନ୍ୟ ଭୂତଙ୍କୁ ତଡ଼ି ଦେଉଛନ୍ତି।”
ଲୋକମାନଙ୍କ ପାଇଁ ଯୀଶୁ ଦୁଃଖ କରନ୍ତି
35 ଯୀଶୁ ନଗର-ନଗର ଓ ଗାଁ ଗାଁ ଯାତ୍ରା କରିବାକୁ ଲାଗିଲେ। ସେ ବାଟରେ ଯିହୂଦୀ ପ୍ରାର୍ଥନା ଗୃହମାନଙ୍କରେ ଉପଦେଶ ଦେଲେ, ଓ ପରମେଶ୍ୱରଙ୍କ ରାଜ୍ୟର ସୁସମାଗ୍ଭର ପ୍ରଗ୍ଭର କଲେ। ସେ ଲୋକଙ୍କର ସବୁ ପ୍ରକାର ରୋଗ ଓ ଅସୁସ୍ଥତାକୁ ସୁସ୍ଥ କରିଦେଲେ। 36 ଲୋକମାନଙ୍କୁ ଦେଖି ଯୀଶୁଙ୍କ ମନରେ କରୁଣା ଜାତ ହେଲା। ମେଷପାଳକ ନ ଥିଲେ ମେଷପଲର ଅବସ୍ଥା ଯାହା ହୁଏ, ଲୋକମାନଙ୍କର ଅବସ୍ଥା ସେହିଭଳି ନିରାଶା ଓ ଅସହାୟତାରେ ପୂର୍ଣ୍ଣଥିଲା। 37 ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ଫସଲ (ଲୋକ) ବହୁତ। କିନ୍ତୁ ମୂଲିଆ (ସେବକ) କମ୍ ଅଛନ୍ତି। 38 ଫସଲ ଅମଳ (ଉଦ୍ଧାର) କରିବା ପାଇଁ ଅଧିକ ମୂଲିଆ ପଠାଇବାକୁ ଫସଲର ମାଲିକ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କର।”
ଅଣଯିହୁଦୀ ଲୋକମାନଙ୍କ ସହିତ ବିବାହ
9 ଏହିସବୁ କର୍ମ ସମାପ୍ତ ହେଲା ପରେ, ଇସ୍ରାଏଲୀୟ ମୁଖ୍ୟମାନେ ଆମ୍ଭ ନିକଟକୁ ଆସିଲେ ଓ ସେମାନେ କହିଲେ, “ଏଜ୍ରା, ଇସ୍ରାଏଲର ଲୋକମାନେ, ଯାଜକମାନେ ଓ ଲେବୀୟମାନେ ଅନ୍ୟଦେଶୀ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ନ କରି ସେମାନଙ୍କର ଅର୍ଥାତ୍ କିଣାନୀୟ, ହିତ୍ତୀୟ, ପିରିଷୀୟ, ଯିବୂଷୀୟ, ଅମ୍ମୋନୀୟ, ମୋୟାବୀୟ, ମିସ୍ରୀୟ ଓ ଇମୋରୀୟମାନଙ୍କର ଘୃଣାଯୋଗ୍ୟ କର୍ମ ଅନୁସାରେ କରୁଅଛନ୍ତି। 2 ସେମାନେ ଆପଣାମାନଙ୍କ ଓ ଆପଣାମାନଙ୍କ ପୁତ୍ରଗଣଙ୍କ ନିମନ୍ତେ ସେମାନଙ୍କର କନ୍ୟାଗଣଙ୍କୁ ଗ୍ରହଣ କରିଅଛନ୍ତି। ଏହିପରି ପବିତ୍ରବଂଶ ଅନ୍ୟଦେଶରେ ଗୋଷ୍ଠୀୟମାନଙ୍କ ସଙ୍ଗେ ଆପଣାମାନଙ୍କୁ ମିଶ୍ରିତ କରିଅଛନ୍ତି। ଏହି ଅପରାଧରେ ଅଧିପତି ଓ ଶାସନକର୍ତ୍ତାମାନଙ୍କ ହସ୍ତ ପ୍ରଧାନ ହୋଇଅଛି।” 3 ଯେତେବେଳେ ମୁଁ ଏହିକଥା ଶୁଣିଲି ମୁଁ ମୋର ବସ୍ତ୍ର ଓ ଗ୍ଭେଗା ଚିରି ନିଜ ମସ୍ତକ ଓ ଦାଢ଼ିର କେଶ କ୍ଷୌରକରି ଚିନ୍ତିତ ହୋଇ ବସିଲି। 4 ସେତେବେଳେ ନିର୍ବାସିତ ଲୋକମାନଙ୍କର ଅପରାଧ ପାଇଁ ଇସ୍ରାଏଲର ପରମେଶ୍ୱରଙ୍କ ବ୍ୟବସ୍ଥାରେ କମ୍ପିତ ପ୍ରତ୍ୟେକ ଲୋକ ମୋର ନିକଟରେ ଏକତ୍ରିତ ହେଲେ। ମୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟ ପର୍ଯ୍ୟନ୍ତ ଓ ମୋ’ ଗ୍ଭରିପଟେ ସେମାନେ ଏକତ୍ରିତ ହେବା ପର୍ଯ୍ୟନ୍ତ ଆଘାତ ପାଇ ବସିଲି।
5 ସନ୍ଧ୍ୟାକାଳୀନ ବଳିଦାନ ସମୟରେ ମୁଁ ଉଠିଲି। ମୋ’ ଦେହରେ ଚିରାବସ୍ତ୍ର ଓ ଗ୍ଭେଗା ଥିଲା। ମୁଁ ମୋର ଆଣ୍ଠୁମାଡ଼ି ସଦାପ୍ରଭୁ ମୋର ପରମେଶ୍ୱରଙ୍କ ଆଡ଼େ ହସ୍ତ ବିସ୍ତାର କରି କହିଲି, 6 ହେ ମୋର ପରମେଶ୍ୱର,
ମୁଁ ଲଜ୍ଜିତ ହୋଇଅଛି। ହେ ମୋର ପରମେଶ୍ୱର, ମୁଁ ତୁମ୍ଭକୁ ମୁହଁ ଦେଖାଇବାକୁ ଲଜ୍ଜିତ କାରଣ ଆମ୍ଭମାନଙ୍କ ଅପରାଧ ଆମ୍ଭମାନଙ୍କର ମସ୍ତକର ଉପରକୁ ଉଠିଅଛି। ଆମ୍ଭମାନଙ୍କ ଦୋଷ ସ୍ୱର୍ଗସ୍ପର୍ଶୀ ହୋଇଅଛି। 7 ଆମ୍ଭମାନଙ୍କ ପୂର୍ବପୁରୁଷଗଣର ସମୟାବଧି ଆଜି ପର୍ଯ୍ୟନ୍ତ ଆମ୍ଭେମାନେ ଅତିଶୟ ଦୋଷୀ ହୋଇଅଛୁ। ଆମ୍ଭମାନଙ୍କର ଅପରାଧ ପାଇଁ ଆଜିର ନ୍ୟାୟ ଆମ୍ଭେମାନେ ଆମ୍ଭମାନଙ୍କ ରାଜଗଣ ଓ ଆମ୍ଭମାନଙ୍କ ଯାଜକଗଣ ନାନା ଦେଶୀୟ ରାଜଗଣ ହସ୍ତରେ, ଖଡ଼୍ଗରେ, ବନ୍ଦୀତ୍ୱରେ ଓ ଅପମାନିତ ହେବା ପାଇଁ ସମର୍ପିତ ହୋଇଅଛୁ।
8 “ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କ ମୁଖ ପ୍ରସନ୍ନ କରିବେ ଓ ଆମ୍ଭମାନଙ୍କ ନିର୍ବାସିତ ଅବସ୍ଥାରେ ଆମ୍ଭମାନଙ୍କୁ ନିଶ୍ଚିତ ଆଶ୍ୱାସନା ଦେବେ। ଆମ୍ଭମାନଙ୍କୁ ରକ୍ଷା କରିବା ପାଇଁ ଆପଣା ପବିତ୍ର ସ୍ଥାନରେ ଆମ୍ଭମାନଙ୍କୁ ଏକ ଖୁଣ୍ଟି ଦେବାକୁ ବର୍ତ୍ତମାନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରୁ କ୍ଷଣକାଳ ଅନୁଗ୍ରହ ପାଇଅଛୁ। 9 ହଁ, ଆମ୍ଭେମାନେ ବନ୍ଦୀ ଥିଲୁ। କିନ୍ତୁ ତୁମ୍ଭେ ଆମ୍ଭକୁ ବେଶିଦିନ ନିର୍ବାସିତ କରି ରଖି ନ ଥିଲ। ତୁମ୍ଭେ ଆମ୍ଭ ପ୍ରତି ଦୟା କରିଥିଲ। ତୁମ୍ଭ ଯୋଗୁଁ ପାରସ୍ୟର ରାଜା ଆମ୍ଭ ପ୍ରତି ଦୟା ଦେଖାଇ ଥିଲେ। ତୁମ୍ଭର ମନ୍ଦିର ଧ୍ୱଂସ ହୋଇ ଯାଇଥିଲା। ଏବଂ ଆମ୍ଭେ ଏହାକୁ ପୁନଃନିର୍ମାଣ କରି ଏହାକୁ ନୂତନ ଜୀବନ ଦେଲୁ। ପରମେଶ୍ୱର, ତୁମ୍ଭେ ଯିହୁଦା ଓ ଯିରୁଶାଲମରେ ପ୍ରାଚୀର ଦେବା ପାଇଁ ଆମ୍ଭର ସହାୟ ହେଲେ।
10 “ଏବେ ହେ ଆମ୍ଭର ପରମେଶ୍ୱର, ଏହା ପରେ ଆମ୍ଭମାନଙ୍କର କ’ଣ କରିବା ଉଚିତ୍? ଆମ୍ଭେ ତୁମ୍ଭର ଆଜ୍ଞାକୁ ଉପେକ୍ଷା କରିଛୁ! 11 ହେ ପରମେଶ୍ୱର, ତୁମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣ ଦ୍ୱାରା ଆଜ୍ଞାକରି କହିଥିଲ, ‘ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ। ତାହା ଅନ୍ୟ ଦେଶ ଗୋଷ୍ଠୀୟମାନଙ୍କ ଅଶୌଚ ଦ୍ୱାରା ଅଶୁଚି ଦେଶ ହୋଇଅଛି। ସେମାନଙ୍କର ଘୃଣାଯୋଗ୍ୟ କର୍ମ ଦେଶକୁ ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ସେମାନଙ୍କ ପାପରେ ପରିପୂର୍ଣ୍ଣ କରିଅଛି। 12 ଏଣୁ ହେ ଇସ୍ରାଏଲର ଲୋକମାନେ ତୁମ୍ଭର ସନ୍ତାନମାନଙ୍କୁ ସେମାନଙ୍କର ସନ୍ତାନମାନଙ୍କ ସହିତ ବିବାହ ଦିଅ ନାହିଁ। କିମ୍ବା ସେମାନଙ୍କ ଶାନ୍ତି ଓ ସୌଭାଗ୍ୟ ପାଇଁ କଦାପି ଚେଷ୍ଟା କର ନାହିଁ। ତହିଁରେ ତୁମ୍ଭେମାନେ ବଳବାନ ହେବ। ଦେଶର ଉତ୍ତମ ଦ୍ରବ୍ୟ ଭୋଜନ କରିବ ଓ ସବୁଦିନ ପାଇଁ ଆପଣା ସନ୍ତାନଗଣର ଅଧିକାର ନିମନ୍ତେ ତାହା ରଖିଯିବ। ମାତ୍ର ଆମ୍ଭେମାନେ ତୁମ୍ଭର ଏହି ଆଜ୍ଞା ପରିତ୍ୟାଗ କରିଅଛୁ।’
13 “ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କର ପ୍ରାପ୍ୟଠାରୁ କମ୍ ଦଣ୍ତ ଦେଇଛ। ଏବଂ ଯଦିଓ ଆମ୍ଭର ପାପ ଓ ଦୋଷ ଯୋଗୁଁ ଏସବୁ ଆମ ପାଖକୁ ଆସିଛି। ଆମ୍ଭମାନଙ୍କ ମଧ୍ୟରୁ କେତେକଙ୍କୁ ଜୀବିତ ରଖିଅଛ। 14 ଏହା ଦେଖି ସାରିବା ପରେ ଆମ୍ଭେମାନେ କ’ଣ ଆଉଥରେ ଏପରି ଭୁଲ୍ କରିବୁ। ଏହି ଘୃଣାଯୋଗ୍ୟ କର୍ମ ଅନ୍ୟ ଗୋଷ୍ଠୀୟମାନଙ୍କ ସଙ୍ଗେ ବନ୍ଧୁ କରିବୁ, ତୁମ୍ଭେ କ’ଣ ଆମ୍ଭମାନଙ୍କୁ ସମ୍ପୂର୍ଣ୍ଣ ନିଃଶେଷ କରିବ ନାହିଁ।
15 “ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଧର୍ମମୟ ଅଟ, ଯେଉଁଥିପାଇଁ ଆମ୍ଭେମାନେ ଆଜି ପର୍ଯ୍ୟନ୍ତ ରକ୍ଷା ପାଇଅଛୁ। ଆମ୍ଭେମାନେ ତୁମ୍ଭ ସାକ୍ଷାତରେ ନିଜ ଦୋଷରେ ଦୋଷୀ ହୋଇଅଛୁ। କାରଣ ସେଥିପାଇଁ କେହି ତୁମ୍ଭ ଛାମୁରେ ଠିଆ ହୋଇପାରେ ନାହିଁ।”
ଶାଉଲଙ୍କ ହୃଦୟ ପରିବର୍ତ୍ତନ
9 ଶାଉଲ ଯିରୁଶାଲମରେ ପ୍ରଭୁଙ୍କ ଅନୁସରଣକାରୀମାନଙ୍କ ବିରୁଦ୍ଧରେ ହତ୍ୟାର ଭୟ ଦେଖାଇବା ପାଇଁ ଚେଷ୍ଟା କଲେ। 2 ସେ ମହାଯାଜକଙ୍କ ପାଖକୁ ଯାଇ ଦମ୍ମେସକ ନଗରର ଯିହୂଦୀ ସମାଜଗୃହଗୁଡ଼ିକୁ ପତ୍ର ସବୁ ଲେଖିବା ନିମନ୍ତେ କହିଲେ। ଯେପରି ଏହା ଦ୍ୱାରା ସେ ଯେତେବେଳେ ଖ୍ରୀଷ୍ଟଙ୍କ ପଥ ଅନୁସରଣକାରୀ କୌଣସି ପୁରୁଷ ବା ସ୍ତ୍ରୀକୁ ଦେଖନ୍ତି, ସେତେବେଳେ ସେମାନଙ୍କୁ ବନ୍ଦୀ କରି ଯିରୁଶାଲମକୁ ନେଇ ଆସିପାରିବେ।
3 ସେ ଦମ୍ମେସକ ନିକଟକୁ ଆସିଲେ। ହଠାତ୍ ସ୍ୱର୍ଗରୁ ଗୋଟିଏ ଆଲୋକ ତାହାଙ୍କ ଗ୍ଭରିପଟେ ଉଦ୍ଭାସିତ ହୋଇଗଲା। 4 ସେ ଭୂମିରେ ପଡ଼ିଗଲେ। ସେ ଗୋଟିଏ ସ୍ୱର ଶୁଣିବାକୁ ପାଇଲେ, “ଶାଉଲ, ତୁମ୍ଭେ ମୋତେ କାହିଁକି ତାଡ଼ନା ଦେଉଛ?”
5 ଶାଉଲ କହିଲେ, “ପ୍ରଭୁ, ତୁମ୍ଭେ କିଏ?”
ସେ କହିଲେ, “ମୁଁ ଯୀଶୁ, ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଛ। 6 ଏବେ ଉଠ ଓ ନଗରକୁ ଯାଅ। ସେଠାରେ ତୁମ୍ଭକୁ କ’ଣ କରିବାକୁ ହେବ, ତାହା ତୁମ୍ଭକୁ ଜଣେ କହିବେ।”
7 ତାହାଙ୍କ ସହିତ ଯାତ୍ରା କରୁଥିବା ଲୋକମାନେ ଆଶ୍ଚର୍ଯ୍ୟ ହୋଇ ଠିଆ ହେଲେ। ସେମାନେ ଏହି କଥା ଶୁଣିଲେ, କିନ୍ତୁ କାହାକୁ ସେଠାରେ ଦେଖିଲେ ନାହିଁ। 8 ଶାଉଲ ଭୂମି ଉପରୁ ଉଠିଲେ, କିନ୍ତୁ କିଛି ଦେଖି ପାରିଲେ ନାହିଁ। ତେଣୁ ଲୋକମାନେ ତାହାଙ୍କର ହାତ ଧରି ଦମ୍ମେସକକୁ ନେଇଗଲେ। 9 ସେ ତିନି ଦିନ ପର୍ଯ୍ୟନ୍ତ କିଛି ଦେଖି ପାରିଲେ ନାହିଁ ଓ କିଛି ଖିଆପିଆ ମଧ୍ୟ କଲେ ନାହିଁ।
10 ହନନିୟ ନାମକ ଜଣେ ଯୀଶୁଙ୍କର ଶିଷ୍ୟ ଦମ୍ମେସକରେ ଥିଲେ। ପ୍ରଭୁ ତାହାଙ୍କୁ ଦର୍ଶନ ଦେଇ କହିଲେ, “ହନନିୟ!”
ହନନିୟ କହିଲେ, “ପ୍ରଭୁ, ମୁଁ ଏଠାରେ ଅଛି।”
11 ପ୍ରଭୁ ତାହାଙ୍କୁ କହିଲେ, “ଉଠ ଓ ସଳଖ ନାମକ ରାସ୍ତାକୁ ଯାଅ ଏବଂ ଯିହୂଦାଙ୍କ ଘରେ ତାର୍ଷ ନଗରର ଶାଉଲ ନାମକ ଜଣେ ବ୍ୟକ୍ତିର ସନ୍ଧାନ ନିଅ। ଯେହେତୁ ସେ ପ୍ରାର୍ଥନା କରୁଅଛି। 12 ଏହି ଶାଉଲ ଗୋଟିଏ ଦର୍ଶନ ଦେଖିଅଛି ଯେ, ହନନିୟ ନାମକ ଜଣେ ଲୋକ ତା’ ନିକଟକୁ ଆସି, ତା’ ଉପରେ ହାତ ଥୋଇ ପ୍ରାର୍ଥନା କରୁଅଛି ଓ ତାହାଦ୍ୱାରା ସେ ପୁଣି ଦେଖି ପାରୁଛି।”
13 ହନନିୟ ଉତ୍ତର ଦେଲେ, ‘‘ପ୍ରଭୁ, ମୁଁ ବହୁତ ଲୋକଙ୍କଠାରୁ ଏହି ଲୋକ ବିଷୟରେ ଶୁଣିଛି। ମୁଁ ଶୁଣିଛି ଯେ, ସେ ଯିରୁଶାଲମରେ ଆପଣଙ୍କ ପବିତ୍ର ଲୋକମାନଙ୍କ ପ୍ରତି ବହୁତ ଅତ୍ୟାଗ୍ଭର କରିଛି। 14 ଏଠାରେ ମଧ୍ୟ ସେହି ଲୋକଟି ପ୍ରଧାନଯାଜକମାନଙ୍କଠାରୁ କ୍ଷମତା ପାଇ ଆପଣଙ୍କୁ ବିଶ୍ୱାସ କରୁଥିବା ସମସ୍ତ ଲୋକମାନଙ୍କୁ ବନ୍ଦୀ କରିବା ପାଇଁ ଆସିଛି।”
15 କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭେ ଯାଅ, କାରଣ ଏହି ଲୋକକୁ ମୁଁ ଏକ ବିଶେଷ କାର୍ଯ୍ୟ ପାଇଁ ବାଛିଛି। 16 ଅଣଯିହୂଦୀ, ରାଜା ଓ ଇସ୍ରାଏଲର ଲୋକମାନଙ୍କ ଆଗରେ ସେ ମୋ’ ନାମରେ ସାକ୍ଷ୍ୟ ଦେବ। ମୋ’ ନାମ ପାଇଁ ତାହାକୁ ଯେ, କେତେ କଷ୍ଟ ଦେଇ ଯିବାକୁ ହେବ ମୁଁ ନିଜେ ତାହାକୁ ଜଣାଇବି।”
17 ତେଣୁ ହନନିୟ ଯିହୂଦାଙ୍କ ଘରକୁ ଯାଇ ଶାଉଲଙ୍କ ଉପରେ ହାତ ରଖିଲେ ଓ କହିଲେ, “ଭାଇ ଶାଉଲ! ପ୍ରଭୁ ଯୀଶୁ ମୋତେ ପଠାଇଛନ୍ତି, ସେ ତୁମ୍ଭର ଆସିବା ବାଟରେ ତୁମ୍ଭକୁ ଦର୍ଶନ ଦେଇଥିଲେ, ଯେପରି ତୁମ୍ଭେ ପୁଣି ଥରେ ଦେଖି ପାରିବ ଓ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହୋଇପାରିବ।” 18 ଏହି କଥା କହିବା ସଙ୍ଗେ ସଙ୍ଗେ ଶାଉଲଙ୍କ ଆଖିରୁ ମାଛ କାତି ପରି କିଛି ଖସି ପଡ଼ିଲା। ସେ ଦେଖି ପାରିଲେ। ତା’ପରେ ସେ ଉଠି ବାପ୍ତିଜିତ ହେଲେ। 19 କିଛି ଖାଦ୍ୟ ଖାଇବା ପରେ ତାହାଙ୍କର ବଳ ଆସିଲା।
ଦମ୍ମେସକରେ ଶାଉଲଙ୍କ ପ୍ରଗ୍ଭର
ସେ ଦମ୍ମେସକ ନଗରରେ ଶିଷ୍ୟମାନଙ୍କ ସହିତ କିଛି ସମୟ ରହିଲେ। 20 ତା’ପରେ ଶାଉଲ ସିଧା ଯିହୂଦୀ ସମାଜଗୃହମାନଙ୍କରେ ପହଞ୍ଚି ସେଠାରେ ଯୀଶୁଙ୍କ ବିଷୟରେ ପ୍ରଗ୍ଭର କଲେ। ସେ ଲୋକମାନଙ୍କୁ କହିବାକୁ ଲାଗିଲେ, “ଯୀଶୁ ପରମେଶ୍ୱରଙ୍କର ପୁତ୍ର ଅଟନ୍ତି।’’
21 ତାହାଙ୍କ କଥା ଶୁଣୁଥିବା ସମସ୍ତ ଲୋକ ଆଶ୍ଚର୍ଯ୍ୟ ହେଲେ। ସେମାନେ କହିଲେ, “ଏ କ’ଣ ସେହି ଲୋକ ନୁହେଁ, ଯିଏ ଏହି ନାମରେ ବିଶ୍ୱାସ କରିଥିବା ଯିରୁଶାଲମର ଲୋକମାନଙ୍କୁ ତାଡ଼ନା କରୁଥିଲା? ଏହି ଲୋକ କ’ଣ ସେ ନୁହେଁ, ଯେ କି ସେମାନଙ୍କୁ ବାନ୍ଧି ନେଇ ପ୍ରଧାନଯାଜକମାନଙ୍କ ପାଖକୁ ନେଇଯିବା ପାଇଁ ଏଠାକୁ ଆସିଥିଲା।”
22 କିନ୍ତୁ ଶାଉଲ ଅଧିକ ଶକ୍ତିଶାଳୀ ହୋଇ ଉଠିଲେ। ସେ ପ୍ରମାଣ କରିଦେଲେ ଯେ ଯୀଶୁ ହେଉଛନ୍ତି ଖ୍ରୀଷ୍ଟ। ତାହାଙ୍କ ପ୍ରମାଣ ସବୁ ଏତେ ଦୃଢ଼ଥିଲା ଯେ, ଦମ୍ମେସକର ଯିହୂଦୀମାନେ ଏ ବିଷୟରେ ତାହାଙ୍କ ସହିତ ଯୁକ୍ତି କରି ପାରୁ ନ ଥିଲେ।
ଶାଉଲ ଯିହୂଦୀଙ୍କଠାରୁ ରକ୍ଷା ପାଇବା
23 ଅନେକ ଦିନ ବିତିଗଲା ପରେ ଯିହୂଦୀମାନେ ଶାଉଲଙ୍କୁ ମାରିଦେବା ପାଇଁ ଷଡ଼ଯନ୍ତ୍ର କଲେ। 24 ଯିହୂଦୀମାନେ ତାହାଙ୍କୁ ମାରିବା ପାଇଁ ଦିନରାତି ନଗରର ଫାଟକ ଗୁଡ଼ିକ ପାଖରେ ଜଗି ବସିଲେ। କିନ୍ତୁ ଶାଉଲ ଏହା ଜାଣି ପାରିଲେ। 25 କିନ୍ତୁ ତାହାଙ୍କର ଅନୁସରଣକାରୀ ତାହାଙ୍କୁ ଦିନେ ରାତିରେ ଟୋକେଇରେ ନେଇ ପାଚେରୀ ଆରପଟେ ଛାଡ଼ି ଦେଲେ।
ଯିରୁଶାଲମରେ ଶାଉଲ
26 ଶାଉଲ ଯିରୁଶାଲମରେ ପହଞ୍ଚି ବିଶ୍ୱାସୀ ଶିଷ୍ୟମାନଙ୍କ ସହିତ ଯୋଗଦେବା ପାଇଁ ଚେଷ୍ଟା କଲେ, କିନ୍ତୁ ସେମାନେ ସମସ୍ତେ ତାହାଙ୍କୁ ଭୟ କରୁଥିଲେ। ସେ ଯେ ପ୍ରକୃତରେ ଯୀଶୁଙ୍କର ଶିଷ୍ୟ ହୋଇଅଛନ୍ତି, ଏହା ଶିଷ୍ୟମାନେ ବିଶ୍ୱାସ କଲେ ନାହିଁ। 27 ମାତ୍ର ବର୍ଣ୍ଣବ୍ବା, ଶାଉଲଙ୍କୁ ଗ୍ରହଣ କଲେ ଓ ତାହାଙ୍କୁ ସାଙ୍ଗରେ ନେଇ ପ୍ରେରିତମାନଙ୍କ ପାଖକୁ ଗଲେ। ଦମ୍ମେସକକୁ ଯିବା ବାଟରେ ଶାଉଲ କିପାରି ପ୍ରଭୁଙ୍କ ଦର୍ଶନ ପାଇଥିଲେ ଓ ପ୍ରଭୁ ତାହାଙ୍କୁ ସହ କିପରି କଥା ହେଲେ, ଏହା ପ୍ରେରିତମାନଙ୍କୁ ବୁଝାଇ କହିଲେ। ଶାଉଲ ଦମ୍ମେସକରେ କିପରି ନିର୍ଭୀକ ଭାବରେ ଯୀଶୁଙ୍କ ନାମରେ ପ୍ରଗ୍ଭର କରିଥିଲେ, ଏହା ସବୁ ମଧ୍ୟ ସେ ସେମାନଙ୍କୁ ବୁଝାଇ ଦେଲେ।
28 ତା’ପରେ ଶାଉଲ ସେମାନଙ୍କ ସହିତ ରହି, ଯିରୁଶାଲମର ପ୍ରତ୍ୟେକ ସ୍ଥାନରେ ପ୍ରଭୁଙ୍କର ନାମରେ ସାହସର ସହିତ ପ୍ରଗ୍ଭର କଲେ। 29 ସେ ଗ୍ରୀକ୍ ଭାଷାଭାଷୀ ଯିହୂଦୀମାନଙ୍କ ସହିତ କଥାବାର୍ତ୍ତା କରୁଥିଲେ, ଏବଂ ବାଦାନୁବାଦ ମଧ୍ୟ କରୁଥିଲେ। କିନ୍ତୁ ସେମାନେ ତାହାଙ୍କୁ ମାରିବା ପାଇଁ ଚେଷ୍ଟା କଲେ। 30 ଭାଇମାନେ ଏହା ଜାଣିପାରି ତାହାଙ୍କୁ କାଇସରୀଆ ନଗରରୁ ଆଣି ତାର୍ଷ ନଗରକୁ ପଠାଇଦେଲେ।
31 ଏହା ଦ୍ୱାରା ଯିହୂଦା, ଶମିରୋଣ ଓ ଗାଲିଲୀର ମଣ୍ଡଳୀରେ ଶାନ୍ତି ଥିଲା ଓ ଏହା ଶକ୍ତିଶାଳୀ ହେଉଥିଲା। ବିଶ୍ୱାସୀମାନଙ୍କ ସଂଖ୍ୟା ବଢ଼ିବାରେ ଲାଗିଲା। ପ୍ରଭୁଙ୍କ ଭୟ ଓ ପବିତ୍ରଆତ୍ମାର ସହାୟତା ପାଇ ସେମାନେ ରହୁଥିଲେ।
ଲୂଦ ଓ ଯାଫୋରେ ପିତର
32 ଇତି ମଧ୍ୟରେ ପିତର ବିଭିନ୍ନ ଅଞ୍ଚଳ ବୁଲିବୁଲି ଶେଷରେ ଲୂଦ ନଗରରେ ରହୁଥିବା ସାଧୁମାନଙ୍କ ପାଖରେ ଆସି ପହଞ୍ଚିଲେ। 33 ସେଠାରେ ସେ ଏନିୟ ନାମକ ଜଣେ ପକ୍ଷାଘାତ ରୋଗୀକୁ ଦେଖିଲେ। ସେ ଆଠ ବର୍ଷ ଯାଏ ଶଯ୍ୟାଶାୟୀ ଅବସ୍ଥାରେ ପଡ଼ିଥିଲା। 34 ପିତର ତାହାକୁ କହିଲେ, “ଏନିୟ, ଯୀଶୁ ଖ୍ରୀଷ୍ଟ ତୁମ୍ଭକୁ ସୁସ୍ଥ କରୁଛନ୍ତି, ଉଠ ଓ ତୁମ୍ଭ ବିଛଣା ନିଜେ ସଜାଡ଼। ଏହା କହିବା ମାତ୍ରେ ସେ ଉଠିଗଲା।” 35 ଏହା ଦେଖି ଲୂଦ ଓ ଶାରୋଣର ସମସ୍ତ ବାସିନ୍ଦାମାନେ ମନ ଫେରଣ କରି ପ୍ରଭୁଙ୍କଠାରେ ବିଶ୍ୱାସ କଲେ।
36 ଟାବୀଥା ନାମକ ଜଣେ ଶିଷ୍ୟା ଯାଫୋ ନଗରରେ ରହୁଥିଲେ। ଯାହାର ଗ୍ରୀକ ଅନୁବାଦ ଦର୍କା ଅର୍ଥାତ୍ ହରିଣୀ। ସେ ସବୁବେଳେ ଗରିବ ଲୋକମାନଙ୍କୁ ଦାନ ଦେଉଥିଲେ ଓ ଲୋକମାନଙ୍କର ଉପକାର କରୁଥିଲେ। 37 ପିତର ଯେତେବେଳେ ଲୂଦରେ ଥିଲେ, ସେତେବେଳେ ସେ ଅସୁସ୍ଥ ହୋଇ ମରିଗଲେ। ଲୋକମାନେ ତାହାଙ୍କର ଶରୀରକୁ ଧୋଇ ଉପର ମହଲାର କୋଠରୀରେ ଶୁଆଇ ଦେଲେ। 38 ଯାଫୋର ବିଶ୍ୱାସୀ ଶିଷ୍ୟମାନେ ଶୁଣିଲେ ଯେ, ପିତର ଲୂଦରେ ଅଛନ୍ତି। ଲୂଦ ଯାଫୋର ପାଖରେ ଥିଲା। ତେଣୁ ସେମାନେ ଦୁଇଜଣଙ୍କୁ ପିତରଙ୍କ ପାଖକୁ ପଠାଇ ଏହି ନିବେଦନ କଲେ, “ଆମ୍ଭ ପାଖକୁ ଶୀଘ୍ର ଆସନ୍ତୁ।”
39 ତେଣୁ ପିତର ପ୍ରସ୍ତୁତ ହେଲେ ଏବଂ ସେମାନଙ୍କ ସହିତ ଗଲେ। ସେ ଯେତେବେଳେ ପହଞ୍ଚିଲେ, ସେମାନେ ତାହାଙ୍କୁ ଉପର କୋଠରିକୁ ନେଇ ଗଲେ। ପିତରଙ୍କ ଗ୍ଭରିପାଖେ ବିଧବାମାନେ ଠିଆ ହୋଇ କାନ୍ଦୁଥିଲେ। ଟାବୀଥା ସେମାନଙ୍କ ସହିତ ଜୀବିତ ଥିବା ସମୟରେ ଯେଉଁ କୁର୍ତ୍ତା ଓ ଅନ୍ୟ ଲୁଗାପଟା ତିଆରି କରିଥିଲେ, ସେଗୁଡ଼ିକ ସେମାନେ ପିତରଙ୍କୁ ଦେଖାଇଲେ। 40 ପିତର କୋଠରି ଭିତରୁ ସମସ୍ତଙ୍କୁ ବାହାର କରି ଆଣ୍ଠୁମାଡ଼ି ପ୍ରାର୍ଥନା କଲେ। ତା’ପରେ ସେ ଟାବୀଥାଙ୍କ ଶରୀର ପାଖକୁ ଯାଇ କହିଲେ, “ଟାବୀଥା, ଉଠ।” ସେ ଆଖି ଖୋଲିଲେ ଓ ପିତରଙ୍କୁ ଦେଖି ଉଠି ବସିଲେ। 41 ପିତର ତାହାଙ୍କର ହାତ ଧରି ଉଠେଇଲେ ଓ ବିଶ୍ୱାସୀମାନଙ୍କୁ ଓ ବିଧବାମାନଙ୍କୁ କୋଠରି ମଧ୍ୟକୁ ଡାକିଲେ ଓ ଟାବୀଥାକୁ ଜୀବିତ ଦେଖାଇଲେ।
42 ଏହି ଖବର ଯାଫୋର ଗ୍ଭରିଆଡ଼େ ବ୍ୟାପିଗଲା। ଅନେକ ଲୋକ ପ୍ରଭୁଙ୍କ ପାଖରେ ବିଶ୍ୱାସ କଲେ। 43 ତା’ପରେ ପିତର ଯାଫୋ ନଗରରେ ଶିମୋନ ନାମକ ଜଣେ ଚମାର ଘରେ ବହୁତ ଦିନ ରହିଲେ।
2010 by World Bible Translation Center