Print Page Options
Previous Prev Day Next DayNext

M’Cheyne Bible Reading Plan

The classic M'Cheyne plan--read the Old Testament, New Testament, and Psalms or Gospels every day.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଆଦିପୁସ୍ତକ 16

ହାଗାର, ଦାସୀବାଳିକା

16 ଅବ୍ରାମଙ୍କର ସ୍ତ୍ରୀ ସାରୀ ନିଃସନ୍ତାନ ଥିଲେ। ତାଙ୍କର ଗୋଟିଏ ହାଗାର ନାମ୍ନୀ ମିଶର ଦେଶୀୟ ଦାସୀ ଥିଲା। ସାରୀ ଅବ୍ରାମଙ୍କୁ କହିଲେ, “ସଦାପ୍ରଭୁ ମୋତେ ସନ୍ତାନସନ୍ତତିରୁ ବଞ୍ଚିତ କରିଅଛନ୍ତି। ତେଣୁ ହାଗାର ସହିତ ସହବାସ କର। ପ୍ରାୟ ତା’ ମାଧ୍ୟମରେ ମୁଁ ଏକ ପୁତ୍ର ପାଇ ପାରିବି।” ଅବ୍ରାମ ତାଙ୍କ ସ୍ତ୍ରୀଙ୍କର କଥା ଗ୍ରହଣ କଲେ।

ଅବ୍ରାମ କିଣାନ ଦେଶରେ ଦଶ ବର୍ଷ କଟାଇଲା ପରେ ଏହିପରି ହୋଇଥିଲା ଯେ, ତାଙ୍କର ସ୍ତ୍ରୀ ସାରୀ ତାହାଙ୍କ ମିଶରୀୟ ଦାସୀ ହାଗାରକୁ ତାଙ୍କ ସ୍ୱାମୀ ଅବ୍ରାମଙ୍କ ସହିତ ବିବାହ ଦେଲେ, ଯାହାଫଳରେ ସେ ତା’ ସହିତ ସହବାସ କରି ପାରିବେ। ହାଗାର ଅବ୍ରାମଙ୍କ ଦ୍ୱାରା ଗର୍ଭବତୀ ହେଲା। ଯେତେବେଳେ ହାଗାର ଏହା ଜାଣିଲା ତା’ର ମାଲିକାଣୀଙ୍କୁ ସେ ବେଶି ସମ୍ମାନ ଦେଲା ନାହିଁ। କିନ୍ତୁ ସାରା ଅବ୍ରାମଙ୍କୁ କହିଲେ “ଏହା ତୁମ୍ଭର ଭୁଲ୍ ଯେ ମୋର ଦାସୀ ମୋତେ ଖରାପ ବ୍ୟବହାର କରୁଛି। ମୁଁ ତାକୁ ତୁମ୍ଭକୁ ଦେଇଥିଲି, ତା’ପରେ ସେ ଗର୍ଭବତୀ ହେଲା ଏବଂ ଏହା ପରେ ସେ ମୋତେ ଯେତିକି ସମ୍ମାନ ଦେବା ଉଚିତ୍ ସେତିକି ସମ୍ମାନ ଦେଉ ନାହିଁ। ମୁଁ ଗ୍ଭହୁଁଛି ସଦାପ୍ରଭୁ ତୁମ୍ଭ ଓ ମୋର ବିଗ୍ଭର କରନ୍ତୁ।”

କିନ୍ତୁ ଅବ୍ରାମ ସାରୀକୁ କହିଲେ, “ହାଗାର ତୁମ୍ଭର ଦାସୀ। ତୁମ୍ଭେ ତା’ ପ୍ରତି ଯାହା ଗ୍ଭହଁ ତାହା କରିପାର।” ତେଣୁ ସାରୀ ତା’ ପ୍ରତି କଠିନ ବ୍ୟବହାର କରନ୍ତେ, ହାଗାର ଛାଡ଼ି ପଳାଇଲା।

ହାଗାରର ପୁତ୍ର ଇଶ୍ମାଏଲ

ସଦାପ୍ରଭୁଙ୍କର ଦୂତ ତାହାଙ୍କୁ ଏକ ମରୁଭୂମିର ଝରଣା ନିକଟରେ ଦେଖିଲେ। ସେହି ଝରଣାଟି, ଶୂରକୁ ଯାଉଥିବା ରାସ୍ତାର ପାଖରେ ଥିଲା। ସଦାପ୍ରଭୁଙ୍କର ଦୂତ କହିଲେ, “ହାଗାର, ସାରୀର ଦାସୀ, ତୁମ୍ଭେ କେଉଁଠାରୁ ଆସିଛ ଓ ତୁମ୍ଭେ କେଉଁଠାକୁ ଯାଉଛ?”

ହାଗାର ଉତ୍ତର ଦେଲା, “ମୁଁ ମୋର ମାଲିକାଣୀ ସାରୀ ପାଖରୁ ଦୌଡ଼ି ପଳାଇ ଯାଉଛି।”

ସଦାପ୍ରଭୁଙ୍କର ଦୂତ ହାଗାରକୁ କହିଲେ, “ତୁମ୍ଭର ମାଲିକାଣୀ ପାଖକୁ ଫେରିଯାଅ ଓ ନିଜକୁ ତା’ର ପାଖରେ ସମର୍ପଣ କର।” 10 ସଦାପ୍ରଭୁଙ୍କର ଦୂତ ହାଗାରକୁ ପୁଣି କହିଲେ, “ତୁମ୍ଭର ଅନେକ ବଂଶଧର ଜନ୍ମ ହେବେ। ସେମାନଙ୍କୁ ଗଣି ହେବ ନାହିଁ।”

11 ସଦାପ୍ରଭୁଙ୍କର ଦୂତ ମଧ୍ୟ ଏପରି କହିଲେ,

“ହାଗାର ତୁମ୍ଭେ ବର୍ତ୍ତମାନ ଗର୍ଭବତୀ।
    ତୁମ୍ଭଠାରୁ ଏକ ପୁତ୍ର ସନ୍ତାନ ଜନ୍ମିବ।
ତୁମ୍ଭେ ତା’ର ନାମ ଇଶ୍ମାଏଲ ଦେବ।
    କାରଣ ସଦାପ୍ରଭୁ ଶୁଣିଛନ୍ତି, ତୁମ୍ଭେ ଯେତେବେଳେ ଦୁଃଖ ପାଉଥିଲ।
12 ତୁମ୍ଭର ପୁତ୍ର ବନ୍ୟ ଗର୍ଦ୍ଦଭ ଭଳି
    ଜୀବନଯାପନ କରିବ।
ତା’ର ହସ୍ତ ସମସ୍ତଙ୍କ ବିରୁଦ୍ଧରେ
    ଓ ସମସ୍ତଙ୍କର ହସ୍ତ ତା’ର ବିରୁଦ୍ଧରେ ଥିବ।
    ଏବଂ ସେ ତା’ର ଭାଇମାନଙ୍କ ସମ୍ମୁଖରେ ବାସ କରିବ।”

13 ଏହା ପରେ ହାଗାର ସଦାପ୍ରଭୁଙ୍କର ଏହି ନାମ ରଖିଲା ଯଥା, “ଯେଉଁ ପରମେଶ୍ୱର ମୋତେ ଦେଖନ୍ତି” ସେ (ସ୍ତ୍ରୀ) ଏହା କହିଲା, କାରଣ ସେ ଚିନ୍ତା କଲା, “ମୁଁ କ’ଣ ପ୍ରକୃତରେ ତାଙ୍କୁ ଏଠାରେ ଦେଖିଲି ଯିଏ ମୋତେ ଦେଖନ୍ତି?” [a] 14 ତେଣୁ ସେହି କୂପର ନାମ ବେରଲହୟ-ରୋୟୀ ରଖିଲା। ସେହି କୂପ କାଦେଶ ଓ ବେରଦ ମଧ୍ୟରେ ଅଛି।

15 ହାଗାର ଅବ୍ରାମଙ୍କର ପୁତ୍ରକୁ ଜନ୍ମ ଦେଲା ଏବଂ ଅବ୍ରାମ ତା’ର ନାମ ଇଶ୍ମାଏଲ ଦେଲେ। 16 ଅବ୍ରାମ ଛୟାଅଶୀ ବର୍ଷ ହୋଇଥିଲେ, ଯେତେବେଳେ ଇଶ୍ମାଏଲ ହାଗାରଠାରୁ ଜନ୍ମ ଲାଭ କଲା।

ମାଥିଉ ଲିଖିତ ସୁସମାଗ୍ଭର 15

ମନୁଷ୍ୟକୃତ ନିୟମଠାରୁ ପରମେଶ୍ୱରଙ୍କ ବିଧାନ ବଡ଼(A)

15 କେତେକ ଫାରୂଶୀ ଓ ଯିହୂଦୀ ଧର୍ମଶାସ୍ତ୍ରୀ ଯିରୁଶାଲମରୁ ଯୀଶୁଙ୍କ ନିକଟକୁ ଆସି ପଗ୍ଭରିଲେ, “ତୁମ୍ଭ ଶିଷ୍ୟମାନେ ପୂର୍ବପୁରୁଷଙ୍କ ପ୍ରଦତ୍ତ ନୀତିନିୟମଗୁଡ଼ିକୁ କାହିଁକି ମାନୁ ନାହାନ୍ତି? ତୁମ୍ଭ ଶିଷ୍ୟମାନେ ଖାଇବା ପୂର୍ବରୁ କାହିଁକି ହାତ ଧୋଉ ନାହାନ୍ତି।”

ଯୀଶୁ କହିଲେ, “ତୁମ୍ଭେ ନିଜର ପରମ୍ପରାଗତ ରୀତି ନୀତି ପାଳିବାକୁ ଯାଇ ପରମେଶ୍ୱରଙ୍କ ଆଦେଶ କାହିଁକି ଲଙ୍ଘନ କରୁଛ? ପରମେଶ୍ୱର କହିଛନ୍ତି: ‘ତୁମ୍ଭେ ପିତାମାତାଙ୍କୁ ସମ୍ମାନ ଦିଅ, [a] କିନ୍ତୁ ଯେଉଁ ଲୋକ ପିତାମାତାଙ୍କୁ ଅପମାନିତ କରେ, ତାକୁ ବଧ କରାଯିବା ଉଚିତ୍।’ [b] କିନ୍ତୁ ତୁମ୍ଭେ ଯେଉଁଭଳି ଶିକ୍ଷା ଦେଉଛ, ତା’ଫଳରେ ଜଣେ ଲୋକ ତା’ର ପିତାମାତାଙ୍କୁ କହି ପାରିବ, ‘ମୁଁ ତୁମ୍ଭକୁ ସାହାଯ୍ୟ କରି ପାରିବି ନାହିଁ। କାରଣ ମୋର ଯାହାସବୁ ଅଛି ସେଗୁଡ଼ିକୁ ମୁଁ ପରମେଶ୍ୱରଙ୍କୁ ଉତ୍ସର୍ଗ କରିବି।’ ଏହିଭଳି ତୁମ୍ଭେ ସେ ଲୋକଙ୍କୁ ତା’ ପିତାମାତାଙ୍କୁ ସମ୍ମାନ ନ ଦେବା ପାଇଁ ହିଁ ଶିକ୍ଷା ଦେଉଛ। ଏହିପରି ନିଜର ପରମ୍ପରାଗତ ନୀତିନିୟମଗୁଡ଼ିକୁ ସମ୍ମାନ ଦେଇଛ ଓ ପରମେଶ୍ୱରଙ୍କ ଆଦେଶକୁ ଅବମାନନା କରୁଛ। ତୁମ୍ଭେ ସବୁ କପଟୀ! ଯିଶାଇୟ ତୁମ୍ଭମାନଙ୍କ ବିଷୟରେ ଠି‌କ୍‌ ଭାବରେ ଏହି ଭବିଷ୍ୟ‌‌‌‌‌‌‌ଦ୍‌‌ବାଣୀ କହିଥିଲେ।

ଏମାନେ କେବଳ ମୁଖରେ ମୋର ଆଦର କରନ୍ତି,
    କିନ୍ତୁ ସେମାନଙ୍କ ମନକଥା ମୋ’ଠାରୁ ବହୁତ ଦୂରରେ ରହିଥାଏ।
ସେମାନେ ମୋତେ ଯେଉଁ ଉପାସନା କରନ୍ତି, ତାହା ମୂଲ୍ୟହୀନ।
    ସେମାନେ ଯେଉଁସବୁ ବିଷୟ ଶିକ୍ଷା ଦିଅନ୍ତି ତାହା କେବଳ ମଣିଷ ତିଆରି ବିଧିବିଧାନ।’” (B)

10 ଯୀଶୁ ସମବେତ ହୋଇଥିବା ଲୋକମାନଙ୍କୁ ଡାକିଲେ। ସେ ସେମାନଙ୍କୁ କହିଲେ, “ମୁଁ ଯାହା କହୁଛି ତାହା ଶୁଣ ଓ ବୁଝ। 11 ମଣିଷ ମୁହଁ ଭିତରକୁ ଯାଇଥିବା ବିଷୟ ଯୋଗୁଁ ଅପବିତ୍ର ହୋଇଯାଏ ନାହିଁ ବରଂ ତା’ର ମୁଖରୁ ବାହାରୁଥିବା ବିଷୟ ଯୋଗୁଁ ସେ ଅପବିତ୍ର ହୋଇଥାଏ।”

12 ଯୀଶୁଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି ତାହାଙ୍କୁ କହିଲେ, “ଏସବୁ କରିବା ଫଳରେ ଫାରୂଶୀମାନେ ତୁମ୍ଭ ଉପରେ ରାଗିଯାଇଅଛନ୍ତି ବୋଲି ତୁମ୍ଭେ ଜାଣିଛ ତ?”

13 ଯୀଶୁ କହିଲେ, “ଯେଉଁ ଗ୍ଭରା ମୋର ସ୍ୱର୍ଗୀୟ ପିତା ନିଜେ ଲଗେଇ ନାହାନ୍ତି, ସେଗୁଡ଼ିକୁ ସମୂଳେ ଉପାଡ଼ି ଦିଆଯିବ। 14 ସେମାନଙ୍କୁ ଛାଡ଼ିଦିଅ। ସେମାନେ ତ ଅନ୍ଧମାନଙ୍କର ଅନ୍ଧ ନେତା। ଯଦି ଜଣେ ଅନ୍ଧ ଆଉ ଗୋଟିଏ ଅନ୍ଧକୁ ରାସ୍ତା ଦେଖାଏ, ତେବେ ଉଭୟ ଖାତ ଭିତରେ ଖସି ପଡ଼ିବେ।”

15 ଏ କଥା ଶୁଣି ପିତର କହିଲେ, “ଏହି କାହାଣୀର ଅର୍ଥ ଆମ୍ଭକୁ ବୁଝାଇ ଦିଅନ୍ତୁ।’’

16 ଯୀଶୁ କହିଲେ, “ଏବେ ବି କ’ଣ ତୁମ୍ଭ ବୁଝିବାରେ ଅସୁବିଧା ଅଛି? 17 ତୁମ୍ଭେ କ’ଣ ଜାଣିନ ଯେ, ଯେଉଁଖାଦ୍ୟ ଜଣେ ଲୋକର ପାଟି ଭିତରକୁ ଯାଏ, ତାହା ପେଟ ଭିତରକୁ ଯାଏ ଓ ପରିଶେଷରେ ଦେହରୁ ବାହାରିଯାଏ। 18 କିନ୍ତୁ ଜଣେ ଲୋକ ଯେଉଁ ମନ୍ଦ କଥା ପାଟିରେ କହେ, ତାହା ପ୍ରକୃତରେ ତା’ର ମନ ଭିତରୁ ଆସିଥାଏ। ଏହା ଲୋକକୁ ଅପବିତ୍ର କରିଥାଏ। 19 କାରଣ ଖରାପ ଭାବନା, ହତ୍ୟା, ବ୍ୟଭିଗ୍ଭର, ଯୌନାଗ୍ଭର, ଗ୍ଭେରି, ମିଥ୍ୟାସାକ୍ଷ୍ୟ ଓ ନିନ୍ଦା ଆଦି ଖରାପ ବିଷୟଗୁଡ଼ିକ ପ୍ରଥମେ ମଣିଷର ମନ ଭିତରେ ସୃଷ୍ଟି ହୁଏ। 20 ଏଗୁଡ଼ିକ ମଣିଷକୁ ଅପବିତ୍ର କରି ଦିଅନ୍ତି। କିନ୍ତୁ ଖାଇବା ପୂର୍ବରୁ ହାତ ନ ଧୋଇବା ଘଟଣା ମଣିଷକୁ ଅପବିତ୍ର କରି ପାରେ ନାହିଁ।”

ଜଣେ ଅଣଯିହୂଦୀ ସ୍ତ୍ରୀକୁ ଯୀଶୁଙ୍କ ସହାୟତା(C)

21 ଯୀଶୁ ସେ ସ୍ଥାନଛାଡ଼ି ସୋର ଓ ସୀଦୋନ ଅଞ୍ଚଳକୁ ଗ୍ଭଲିଗଲେ। 22 ସେହି ଅଞ୍ଚଳର ଜଣେ କିଣାନୀୟା ସ୍ତ୍ରୀ ଆସି ବଡ଼ ପାଟି କରି କହିଲା, “ହେ ପ୍ରଭୁ! ହେ ଦାଉଦଙ୍କ ପୁତ୍ର! ମୋ’ ପ୍ରତି ଦୟା କରନ୍ତୁ। ମୋ’ ଝିଅ ଦେହରେ ଗୋଟିଏ ଭୂତ ପଶି ରହିଛି, ମୋ’ ଝିଅ ଭାରି କଷ୍ଟ ପାଉଛି।”

23 ଯୀଶୁ ତାକୁ ପଦେ ହେଲେ କିଛି କହିଲେ ନାହିଁ। ତେଣୁ ଶିଷ୍ୟମାନେ ଯୀଶୁଙ୍କ ନିକଟକୁ ଆସିଲେ ଓ ଅନୁରୋଧ କଲେ, “ସେ ଆମ୍ଭ ପଛେ ପଛେ ପାଟି କରି ଆସୁଛି। ତାକୁ ଗ୍ଭଲି ଯିବାକୁ କହି ଦିଅନ୍ତୁ।”

24 ଯୀଶୁ କହିଲେ, “ପରମେଶ୍ୱର ମୋତେ କେବଳ ଇସ୍ରାଏଲର ହଜିଯାଇଥିବା ଲୋକ (ଯିହୂଦୀ) ମାନଙ୍କ ପାଇଁ ପଠାଇଛନ୍ତି।”

25 ତା’ପରେ ସେ ସ୍ତ୍ରୀ ଯୀଶୁଙ୍କ ନିକଟକୁ ପୁଣି ଥରେ ଆସିଲା। ସେ ଯୀଶୁଙ୍କୁ ପ୍ରଣାମ କରି କହିଲା, “ହେ ପ୍ରଭୁ! ମୋତେ ସାହାଯ୍ୟ କରନ୍ତୁ।”

26 ଯୀଶୁ କହିଲେ, “ପିଲାମାନଙ୍କ ଖାଦ୍ୟନେଇ କୁକୁରଗୁଡ଼ିକୁ ଦେଇଦେବା ଠି‌କ୍‌ କାମ ହେବ ନାହିଁ।”

27 ସେହି ସ୍ତ୍ରୀ କହିଲା, “ହଁ ପ୍ରଭୁ, ଏହା ଠି‌କ୍‌ କଥା। କିନ୍ତୁ ସେମାନଙ୍କ ମାଲିକମାନଙ୍କର ଖାଇବା ଟେବୁଲ ଉପରୁ ଖସି ପଡ଼ୁଥିବା ଖାଦ୍ୟ କଣିକାସବୁ କୁକୁରଗୁଡ଼ିକ ଖାଇଥା’ନ୍ତି।”

28 ତା’ପରେ ଯୀଶୁ କହିଲେ, “ହେ ନାରୀ! ତୁମ୍ଭର ଗଭୀର ବିଶ୍ୱାସ ରହିଛି। ତୁମ୍ଭେ ମୋ’ଠାରୁ ଯାହା ଗ୍ଭହିଁଛ, ମୁଁ ତାହା କରିଦେବି।” ଏହା କହିବା ମାତ୍ରେ ସେହି ସ୍ତ୍ରୀର ଝିଅଟି ସମ୍ପୂର୍ଣ୍ଣ ରୂପେ ଭଲ ହୋଇଗଲା।

ଯୀଶୁ ଅନେକ ଲୋକଙ୍କୁ ସୁସ୍ଥ କରିଦେଲେ

29 ତା’ପରେ ଯୀଶୁ ସେ ସ୍ଥାନ ଛାଡ଼ି ଗ୍ଭଲିଗଲେ ଓ ଗାଲିଲୀ ହ୍ରଦ କୂଳରେ ଯାଇ ପହଞ୍ଚିଲେ। ସେ ଗୋଟିଏ ପାହାଡ଼ ଉପରକୁ ଯାଇ ସେଠାରେ ବସିଲେ।

30 ଅନେକ ସଂଖ୍ୟାରେ ଲୋକମାନେ ତାହାଙ୍କ ପାଖକୁ ଆସିଲେ। ସେମାନେ ଅନେକ ଅନ୍ଧ, ମୂକ, ବଧିର, ଛୋଟା, ଅପଙ୍ଗ ଓ ଅନ୍ୟ ରୋଗୀମାନଙ୍କୁ ଯୀଶୁଙ୍କ ପାଖକୁ ଆଣିଲେ। ଯୀଶୁ ସେମାନଙ୍କୁ ସୁସ୍ଥ କରିଦେଲେ। 31 ଲୋକେ ଦେଖିଲେ ଯେ, ଯେଉଁ ଲୋକ କଥା କହିପାରୁ ନ ଥିଲା ସେ କଥା କହି ପାରୁଛି, ଅପଙ୍ଗ ଲୋକେ ପୁଣି ସବଳ ହୋଇଛନ୍ତି; ଛୋଟାମାନେ ଗ୍ଭଲି ପାରୁଛନ୍ତି, ଅନ୍ଧମାନେ ପୁଣି ଦେଖି ପାରୁଛନ୍ତି, ଏସବୁ ଦେଖି ସେମାନେ ବହୁତ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ମହିମା ଗାନ କଲେ।

ଯୀଶୁ ଗ୍ଭରି ହଜାରରୁ ଅଧିକ ଲୋକଙ୍କୁ ଖାଇବାକୁ ଦେଲେ(D)

32 ଯୀଶୁ ତାହାଙ୍କର ଶିଷ୍ୟମାନଙ୍କୁ ଡାକି କହିଲେ, “ମୁଁ ଏ ଲୋକମାନଙ୍କ ପାଇଁ ବଡ଼ ଦୁଃଖିତ। ସେମାନେ ମୋ’ ସାଙ୍ଗରେ ତିନି ଦିନ ହେଲା ରହିଲେଣି, କିନ୍ତୁ ଏବେ ସେମାନଙ୍କର ଖାଇବାକୁ କିଛି ନାହିଁ। ସେମାନେ ଏଠାରୁ ଭୋକିଲା ଗ୍ଭଲିଯିବାଟା ମୁଁ ଆଦୌ ଗ୍ଭହୁଁନି। ସେମାନେ ଘରକୁ ଗଲାବେଳେ ମୂର୍ଚ୍ଛା ହୋଇ ଯାଇ ପାରନ୍ତି।”

33 ଯୀଶୁଙ୍କ ଶିଷ୍ୟମାନେ କହିଲେ, “ଆମ୍ଭେ ଏତେ ଲୋକଙ୍କ ପାଇଁ ଏତେ ଖାଦ୍ୟ ଏଭଳି ସ୍ଥାନରେ କେଉଁଠାରୁ ପାଇବା? ଆମ୍ଭେ ନଗରଠାରୁ ବହୁତ ଦୂରରେ ଅଛୁ।”

34 ଯୀଶୁ ପଗ୍ଭରିଲେ, ‘‘ତୁମ୍ଭ ପାଖରେ କେତେଖଣ୍ଡ ରୋଟୀ ଅଛି?”

ସେମାନେ କହିଲେ, “ସାତଖଣ୍ଡ ରୋଟୀ ଓ କିଛି ଛୋଟ ମାଛ ଅଛି।”

35 ଯୀଶୁ ଲୋକମାନଙ୍କୁ ଭୂଇଁ ଉପରେ ବସିବାକୁ କହିଲେ: 36 ସେ ସାତଖଣ୍ଡ ରୋଟୀ ଓ ମାଛତକ ନେଲେ। ତା’ପରେ ସେ ପରମେଶ୍ୱରଙ୍କୁ ଖାଦ୍ୟ ପାଇଁ ଧନ୍ୟବାଦ ଦେଲେ। ଯୀଶୁ ସେଗୁଡ଼ିକୁ ଛୋଟ ଛୋଟ ଖଣ୍ଡ କଲେ ଓ ତାହାଙ୍କ ଶିଷ୍ୟମାନଙ୍କୁ ଦେଲେ। ଶିଷ୍ୟମାନେ ଲୋକମାନଙ୍କୁ ଖାଦ୍ୟ ବାଣ୍ଟିଲେ। 37 ସମସ୍ତେ ଖାଇଲେ ଓ ସନ୍ତୋଷ ଲାଭ କଲେ। ତା’ପରେ ଶିଷ୍ୟମାନେ ବଳକା ଖାଦ୍ୟକୁ ସାତୋଟି ଟୋକେଇରେ ଭର୍ତ୍ତି କଲେ। 38 ସେଠାରେ ପ୍ରାୟ ଗ୍ଭରିହଜାର ପୁରୁଷ ଖାଇଥିଲେ। ସେମାନଙ୍କ ଛଡ଼ା ସ୍ତ୍ରୀ ଓ ପିଲାମାନେ ମଧ୍ୟ ଖାଇଥିଲେ। 39 ସେମାନେ ଖାଇ ସାରିବା ପରେ ଯୀଶୁ ସେମାନଙ୍କୁ ଘରକୁ ଫେରିଯିବା ପାଇଁ କହିଲେ। ସେମାନଙ୍କୁ ବିଦାୟ କରିସାରି ଯୀଶୁ ଡଙ୍ଗାରେ ବସି ମ‌‌ଗ୍‌‌ଦାନ୍ ଅଞ୍ଚଳକୁ ଗଲେ।

ନିହିମିୟାଙ୍କର ପୁସ୍ତକ 5

ନିହିମିୟା ଗରିବଲୋକମାନଙ୍କୁ ସାହାଯ୍ୟ କଲେ

ଅନେକ ଲୋକେ ଯିହୁଦୀୟ ଭାଇମାନଙ୍କ ବିରୁଦ୍ଧରେ ଅଭିଯୋଗ କଲେ। ସେମାନଙ୍କ ମଧ୍ୟରୁ କେତେକ କହିଲେ, “ଆମ୍ଭମାନଙ୍କର ଅନେକ ପୁତ୍ର ଓ କନ୍ୟା ଅଛନ୍ତି, ଆସ ବଞ୍ଚିବା ପାଇଁ ଶସ୍ୟ କିଣିବା।”

ଅନ୍ୟ ଲୋକେ କହିଲେ, “ଏହା ଦୁର୍ଭିକ୍ଷ ସମୟ, ଆମ୍ଭଙ୍କୁ ଖାଦ୍ୟ ଦିଅ ଏବଂ ଆମ୍ଭମାନଙ୍କର ଜମି, ଦ୍ରାକ୍ଷାକ୍ଷେତ୍ର, ଗୃହ ଇତ୍ୟାଦି ବନ୍ଧକଭାବେ ଏକାଥରେ ନେଇଯାଅ।”

ଆହୁରି ଅନ୍ୟ ଲୋକେମାନେ କହିଲେ, “ଆମ୍ଭେମାନେ ରାଜକର ପାଇଁ ଆମ୍ଭମାନଙ୍କର ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ବନ୍ଧକ ରଖି ମୁଦ୍ରାଋଣ କରିଛୁ। ଧନୀଲୋକମାନଙ୍କୁ ଦେଖ! ଆମ୍ଭେମାନେ ଠିକ୍ ତାଙ୍କରି ପରି ଅଟୁ। ଆମ୍ଭମାନଙ୍କର ପୁତ୍ରମାନେ ଠିକ୍ ତାଙ୍କରି ପୁତ୍ରମାନଙ୍କପରି ଅଟନ୍ତି। କିନ୍ତୁ ଆମ୍ଭେମାନେ ଆପଣା ପୁତ୍ର ଓ କନ୍ୟାଗଣଙ୍କୁ ଦାସ ହେବା ପାଇଁ ବିକ୍ରି କରିବୁ। ଆମ୍ଭମାନଙ୍କ ମଧ୍ୟରୁ ଅନେକ ତାଙ୍କର କନ୍ୟାଗଣଙ୍କୁ ଦାସୀ ଭାବରେ ବିକ୍ରୟ କରି ସାରିଲେଣି। ଏପରି ଆଉ କିଛି ନାହିଁ ଯାହା ଆମ୍ଭେ ନ କରି ପାରିବା। ଆମ୍ଭେମାନେ ଆମ୍ଭ କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ହରାଇ ସାରିଲୁଣି, ଯାହାକି ବର୍ତ୍ତମାନ ଅନ୍ୟ ଲୋକମାନଙ୍କ ଅଧିକାରରେ ଅଛି।”

ଯେତେବେଳେ ମୁଁ ସେମାନଙ୍କର ଏହି ଅଭିଯୋଗ ସବୁ ଶୁଣିଲି, ମୁଁ ଅତ୍ୟନ୍ତ କୃଦ୍ଧ ହେଲି। ମୁଁ ଏ ବିଷୟରେ ଚିନ୍ତା କଲି, ତା’ପରେ ମୁଁ କୁଳିନମାନଙ୍କ ଓ ଅଧିକାରୀମାନଙ୍କ ବିରୁଦ୍ଧରେ ଏକ ନ୍ୟାୟିକ ବାଦାନୁବାଦ କଲି। ମୁଁ ସେମାନଙ୍କୁ କହିଲି, “ତୁମ୍ଭେମାନେ ତୁମ୍ଭ ଭାଇମାନଙ୍କଠାରୁ ସୁଧ ନେଉଛ, ତୁମ୍ଭର ସେଇଟା ବନ୍ଦ କରିବା ଉଚିତ୍।” ଏହା ପରେ ମୁଁ ଏକ ମହାସଭା ଡାକିବି। ଏବଂ ମୁଁ ସେହି ଲୋକମାନଙ୍କୁ କହିଲି, “ଆମ୍ଭର ଯିହୁଦୀୟ ଭାଇମାନେ ଅନ୍ୟ ଦେଶୀୟ ଲୋକଙ୍କ ନିକଟରେ ବିକା ଯାଇଥିଲେ, ଆମ୍ଭେମାନେ ସେମାନଙ୍କୁ ଆପଣା ସାଧ୍ୟ ଅନୁସାରେ ମୁକ୍ତ କରିଅଛୁ। ଏବେ ତୁମ୍ଭେମାନେ ତୁମ୍ଭମାନଙ୍କର ଭାଇମାନଙ୍କୁ ପୁଣି ଥରେ ବିକ୍ରୀ କରୁଛ।”

ଏଥିରେ ସେମାନେ ନୀରବ ରହିଲେ। ସେମାନେ କିଛି ଉତ୍ତର ଦେଇପାରିଲେ ନାହିଁ। ମୁଁ ତାଙ୍କୁ ଆହୁରି ମଧ୍ୟ କହିଲି, “ତୁମ୍ଭେମାନେ କିଛି ଭଲ କରୁ ନାହଁ। ତୁମ୍ଭେ ଏହା ଜାଣ ତୁମ୍ଭର ପରମେଶ୍ୱରଙ୍କୁ ଭୟ ଓ ସମ୍ମାନ କରିବା ଉଚିତ୍। ତୁମ୍ଭେମାନେ ଆମ୍ଭମାନଙ୍କର ଶତ୍ରୁଗଣଙ୍କୁ ଆମ୍ଭମାନଙ୍କୁ ପରିହାସ କରିବାର ସୁଯୋଗ ଦେବା ଉଚିତ୍ ନୁହେଁ। 10 ମୁଁ, ମୋର ଆତ୍ମୀୟଗଣ ଏବଂ ମୋର ଦାସମାନେ ଅନ୍ୟମାନଙ୍କୁ ଟଙ୍କା ଏବଂ ଶସ୍ୟର ଉଧାର ଦେଉଅଛୁ। କିନ୍ତୁ ଆସ ସେମାନଙ୍କଠାରୁ ସୁଧ ଆଦାୟ କରିବା ନାହିଁ। 11 ତୁମ୍ଭେମାନେ ଆଜି ନିଶ୍ଚିତ ସେମାନଙ୍କର ଜମି, ଦ୍ରାକ୍ଷାକ୍ଷେତ୍ର, ଜୀତକ୍ଷେତ୍ର ଏବଂ ଗୃହ ଫେରାଇ ଦେବ। ଏହାକୁ ବର୍ତ୍ତମାନ ଫେରାଇ ଦିଅ ଏବଂ ତୁମ୍ଭେମାନେ ସେମାନଙ୍କର ମୁଦ୍ରା, ଶସ୍ୟ, ଦ୍ରାକ୍ଷାରସ ଏବଂ ଜୀତତୈଳ ଯାହା ତୁମ୍ଭେମାନେ ସେମାନଙ୍କଠାରୁ ସୁଧ ହିସାବରେ ନେଇଥିଲ।”

12 ଏହା ପରେ ଧନୀଲୋକମାନେ ଓ ଅଧ୍ୟକ୍ଷମାନେ ତାଙ୍କୁ କହିଲେ, “ଆମ୍ଭେମାନେ ଏସବୁ ଫେରାଇ ଦେବୁ, ସେମାନଙ୍କୁ କିଛି ମାଗିବୁ ନାହିଁ। ଆପଣ ଯେପରି କହୁଛନ୍ତି ଆମ୍ଭେ ସେହିପରି କରିବୁ।”

ଏହା ପରେ ମୁଁ ଯାଜକମାନଙ୍କୁ ଡାକି ଏହି ପ୍ରତିଜ୍ଞା ଅନୁସାରେ ସେମାନେ ଯେପରି କର୍ମ କରିବେ, ଏଥିପାଇଁ ସେମାନଙ୍କୁ ଶପଥ କରାଇଲି। 13 ମୁଁ ମୋର ବସ୍ତ୍ରର ଭାଙ୍ଗକୁ ଝାଡ଼ିଲି ଏବଂ କହିଲି, “ଯେଉଁ ଲୋକ ଏହି ପ୍ରତିଜ୍ଞା ପାଳନ କରିବ ନାହିଁ, ପରମେଶ୍ୱର ତାର ଗୃହ ଓ ପରିଶ୍ରମର ଫଳରୁ ତାହାକୁ ଏପରି ଝାଡ଼ି ଦିଅନ୍ତୁ। ସେ ଏହିପରି କମ୍ପିତ ହେଉ ଓ ଶୂନ୍ୟ ହେଉ।”

ତା’ପରେ ସବୁ ଲୋକ ଏକତ୍ରିତ ହେଲେ ଏବଂ କହିଲେ “ଆମେନ୍” ଓ ସଦାପ୍ରଭୁଙ୍କର ପ୍ରଶଂସା କଲେ। ଏହା ପରେ ଲୋକମାନେ ଏହି ପ୍ରତିଜ୍ଞା ଅନୁସାରେ କର୍ମ କଲେ।

14 ମୁଁ ଯିହୁଦା ଦେଶରେ ସେମାନଙ୍କର ଅଧ୍ୟକ୍ଷ ପଦରେ ନିଯୁକ୍ତି ଥିବା ସମୟାବଧି ଅର୍ଥାତ୍ ଅର୍ତ୍ତକ୍ଷସ୍ତ ରାଜାର ଅଧିକାରର କୋଡ଼ିଏ ବର୍ଷଠାରୁ ବତିଶ୍ ବର୍ଷପର୍ଯ୍ୟନ୍ତ ସେହି ବାରବର୍ଷ ମୁଁ କିମ୍ବା ମୋର ଭାତୃଗଣ ଦେଶାଧ୍ୟକ୍ଷର ବୃତ୍ତି ଭୋଗ କଲୁ ନାହିଁ। 15 ମାତ୍ର ମୋର ପୂର୍ବାବର୍ତ୍ତୀ ଦେଶାଧ୍ୟକ୍ଷମାନଙ୍କ ବ୍ୟୟଭାର ଲୋକମାନଙ୍କୁ ବହିବାକୁ ପଡ଼ିଲା। ଆଉ ସେମାନେ ଗ୍ଭଳିଶ୍ ଶେକଲ ରୌପ୍ୟ ମୁଦ୍ରା ଲୋକମାନଙ୍କଠାରୁ ଖାଦ୍ୟ ଓ ଦ୍ରାକ୍ଷାରସ ନେଲେ, କେବଳ ତାହା ନୁହେଁ, ସେମାନଙ୍କ ଦାସମାନେ ଲୋକମାନଙ୍କ ଉପରେ କର୍ତ୍ତୃତ୍ୱ କଲେ। ମାତ୍ର ପରମେଶ୍ୱରଙ୍କ ପ୍ରତି ଭୟ ସକାଶୁ ମୁଁ ସେପରି କଲି ନାହିଁ। 16 ମୁଁ ଯିରୁଶାଲମର ପ୍ରାଚୀର କାର୍ଯ୍ୟରେ ନିଜକୁ ନିୟୋଜିତ କଲି। ମୁଁ କୌଣସି ଭୂମି କିଣିଲି ନାହିଁ ଏବଂ ମୋର ଦାସ ସମସ୍ତେ ସେଠାରେ କାର୍ଯ୍ୟରେ ବ୍ୟସ୍ତ ରହିଲେ।

17 ତଥାପି ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଆମ୍ଭମାନଙ୍କ ନିକଟକୁ ଆସନ୍ତା ଲୋକମାନଙ୍କ ଛଡ଼ା ଯିହୁଦୀ ଓ ଅଧ୍ୟକ୍ଷ 150 ଲୋକ ମୋ’ ଭୋଜନ ଆସନରେ ବସିଲେ। 18 ସେ ସମୟରେ ପ୍ରତିଦିନ ଏକ ବଳଦ ଓ ଛଅଟି ବଛା ମେଷ ରୋଷେଇ କରାଗଲା। ମୋ’ ପାଇଁ କେତେକ ପକ୍ଷୀପାକ କରାଗଲା ଓ ଦଶ ଦିନରେ ଥରେ ସବୁ ପ୍ରକାର ଦ୍ରାକ୍ଷାରସ ଆୟୋଜନ କରାଗଲା। ତଥାପି ମୁଁ ଏହିସବୁ ଲାଗି ଦେଶାଧ୍ୟକ୍ଷର ବୃତ୍ତି ମାଗିଲି ନାହିଁ। ଲୋକମାନଙ୍କ ଉପରେ ଭାର ଗୁରୁତର ହୋଇଥିଲା। 19 ହେ ପରମେଶ୍ୱର, ମୁଁ ଏହି ଲୋକମାନଙ୍କ ନିମନ୍ତେ ଯେଉଁ ଉତ୍ତମ କାର୍ଯ୍ୟ କରିଅଛି, ମୋର ତାହା ସବୁ ସ୍ମରଣ କର।

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 15

ଯିରୁଶାଲମରେ ସଭା

15 କେତେକ ଲୋକ ଯିହୂଦାରୁ ଆନ୍ତିୟଖିଆକୁ ଆସିଲେ। ସେମାନେ ଭାଇମାନଙ୍କୁ ଏହି ଶିକ୍ଷା ଦେଲେ, “ତୁମ୍ଭେମାନେ ଯଦି ମୋଶାଙ୍କର ବ୍ୟବସ୍ଥା ଅନୁସାରେ ସୁନ୍ନତ ନ ହୁଅ, ତେବେ ତୁମ୍ଭେମାନେ ପରିତ୍ରାଣ ପାଇ ପାରିବ ନାହିଁ।” ପାଉଲ ଓ ବର୍ଣ୍ଣ‌ବ୍‌‌ବା ସେମାନଙ୍କ ସହିତ ରାଜି ନହୋଇ ବହୁତ ଯୁକ୍ତି କଲେ। ଏହି ପ୍ରଶ୍ନ ଉପରେ ବିଗ୍ଭର ଆଲୋଚନା ଲାଗି ପାଉଲ, ବର୍ଣ୍ଣ‌ବ୍‌‌ବା ଓ ଅନ୍ୟ କେତେକଙ୍କୁ ଯିରୁଶାଲମରେ ପ୍ରେରିତ ଓ ପ୍ରାଚୀନମାନଙ୍କ ପାଖକୁ ଯିବା ପାଇଁ ନିଯୁକ୍ତି ଦିଆଗଲା।

ଖ୍ରୀଷ୍ଟିୟ ମଣ୍ଡଳୀ ଦ୍ୱାରା ସେମାନଙ୍କୁ ପଠାଗଲା। ସେମାନେ ଫୈନୀକିଆ ଓ ଶମିରୋଣ ଦେଇ ଗଲେ। ଅନ୍ୟ ଜାତୀୟ ଲୋକମାନେ କିପରି ପରମେଶ୍ୱରଙ୍କ ପ୍ରତି ମନ ଫେରାଇଛନ୍ତି, ଏହା ସେମାନେ ସେଠାରେ କହିଲେ। ଏହା ଶୁଣି ଭାଇମାନେ ବହୁତ ଖୁସୀ ହେଲେ। ପାଉଲ, ବର୍ଣ୍ଣ‌ବ୍‌‌ବା ଓ ଅନ୍ୟମାନେ ଯିରୁଶାଲମରେ ପହଞ୍ଚିଲେ। ପ୍ରେରିତ, ପ୍ରାଚୀନ ଓ ଅନ୍ୟ ବିଶ୍ୱାସୀମାନେ ସେଠାରେ ସେମାନଙ୍କୁ ସ୍ୱାଗତ କଲେ। ପରମେଶ୍ୱର ସେମାନଙ୍କ ସହିତ ଯାହାସବୁ କରିଥିଲେ, ସେ ସବୁକଥା ସେମାନେ କହିଲେ। କିନ୍ତୁ ଫାରୂଶୀମାନଙ୍କ ଦଳର କେତେକ ବିଶ୍ୱାସୀ ଲୋକ ଠିଆ ହୋଇ କହିଲେ, “ଅନ୍ୟ ଜାତୀୟମାନଙ୍କୁ ନିଶ୍ଚିତରୂପେ ସୁନ୍ନତ ହେବାକୁ ପଡ଼ିବ ଓ ମୋଶାଙ୍କ ବ୍ୟବସ୍ଥା ମାନିବାକୁ ପଡ଼ିବ।”

ପ୍ରେରିତ ଓ ପ୍ରାଚୀନମାନେ ଏ ସମସ୍ୟା ଉପରେ ବିଗ୍ଭର କରିବା ପାଇଁ ଏକତ୍ରିତ ହେଲେ। ବହୁତ ବାଦବିବାଦ ପରେ ପିତର ଠିଆ ହେଲେ ଓ ସେମାନଙ୍କୁ କହିଲେ, “ଭାଇମାନେ, ତୁମ୍ଭେମାନେ ଜାଣ ଯେ, ଅନ୍ୟଜାତୀୟମାନେ ଯେପରି ସୁସମାଗ୍ଭର ବାର୍ତ୍ତା ଶୁଣିପାରନ୍ତି ଓ ତାହା ଶୁଣି ବିଶ୍ୱାସ କରି ପାରନ୍ତି, ଏଥିନିମନ୍ତେ ପରମେଶ୍ୱର ବହୁ ପୂର୍ବରୁ ତୁମ୍ଭମାନଙ୍କ ମଧ୍ୟରୁ ମୋତେ ବାଛିଥିଲେ। ପରମେଶ୍ୱର ସମସ୍ତଙ୍କ ଅନ୍ତରର ଭାବନା ଜାଣନ୍ତି। ସେ ସେହି ଅନ୍ୟ ଜାତୀୟମାନଙ୍କୁ ଗ୍ରହଣ କଲେ। ପରମେଶ୍ୱର ଆମ୍ଭକୁ ଯେପରି ପବିତ୍ରଆତ୍ମାଙ୍କୁ ଦାନ କରିଥିଲେ, ସେହିପରି ସେମାନଙ୍କୁ ମଧ୍ୟ ପବିତ୍ରଆତ୍ମା ଦାନ କରିଅଛନ୍ତି। ଏହା ଦ୍ୱାରା ପରମେଶ୍ୱର ଆମ୍ଭମାନଙ୍କର ଓ ସେମାନଙ୍କ ମଧ୍ୟରେ କୌଣସି ତଫାତ୍ ରଖିଲେ ନାହିଁ। ସେ ସେମାନଙ୍କର ବିଶ୍ୱାସ ଦ୍ୱାରା ସେମାନଙ୍କର ହୃଦୟକୁ ପବିତ୍ର କରିଲେ। 10 ତେଣୁ, ତୁମ୍ଭେମାନେ କାହିଁକି ଶିଷ୍ୟମାନଙ୍କ କାନ୍ଧରେ ଯୁଆଳି ରଖି ପରମେଶ୍ୱରଙ୍କୁ ପରୀକ୍ଷା କରୁଛ? ଆମ୍ଭେମାନେ କିମ୍ବା ଆମ୍ଭର ପୂର୍ବପୁରୁଷମାନେ ତ ଏହି ଯୁଆଳି ଭାର ସହି ପାରିଲେ ନାହିଁ। 11 ଆମ୍ଭର ବିଶ୍ୱାସ ଯେ ଆମ୍ଭେ ଓ ଏ ଲୋକମାନେ ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ଦ୍ୱାରା ରକ୍ଷା ପାଇଛୁ।”

12 ତା’ପରେ ସମସ୍ତେ ନୀରବ ହୋଇଗଲେ। ସେମାନେ ବର୍ଣ୍ଣ‌ବ୍‌‌ବା ଓ ପାଉଲଙ୍କ କଥା ଶୁଣିଲେ। ପରମେଶ୍ୱର ଅନ୍ୟ ଜାତୀୟମାନଙ୍କ ମଧ୍ୟରେ ସେମାନଙ୍କ ଜରିଆରେ, ଯେଉଁସବୁ ଆଶ୍ଚର୍ଯ୍ୟକର୍ମ ଓ ଚିହ୍ନମାନ କରିଥିଲେ, ସେ ସବୁ ପାଉଲ ଓ ବର୍ଣ୍ଣ‌ବ୍‌‌ବା ବର୍ଣ୍ଣନା କଲେ। 13 ସେମାନେ କହିବାପରେ ଯାକୁବ ଉତ୍ତର ଦେଲେ, “ଭାଇମାନେ, ମୋ’ କଥା ଶୁଣ। 14 ପରମେଶ୍ୱର କିପରି ପ୍ରଥମ ଥର ଅନ୍ୟ ଜାତୀୟ ଲୋକମାନଙ୍କ ପାଇଁ ନିଜର ପ୍ରେମ ଦେଖାଇଲେ ଓ ସେମାନଙ୍କୁ ଗ୍ରହଣ କରି ତାହାଙ୍କର ଲୋକରେ ପରିଣତ କଲେ, ତାହା ଶିମୋନ ବର୍ଣ୍ଣନା କରିଅଛନ୍ତି। 15 ଏହା ଭାବବାଦୀମାନେ ମଧ୍ୟ ଏହିକଥା କହିଅଛନ୍ତି। ଏହା ଏହିପରି ଲେଖାଯାଇଛି:

16 ‘ଏହା ପରେ ମୁଁ ପୁନର୍ବାର ଫେରି ଆସିବି
    ଏବଂ ଦାଉଦର ଭଗ୍ନଗୃହ ପୁଣି ନିର୍ମାଣ କରିବି।
ମୁଁ ଏହାର ନଷ୍ଟ ହୋଇଯାଇଥିବା ଅଂଶ
    ପୁଣି ଥରେ ନିର୍ମାଣ କରି ଠିକ୍ କରିଦେବି।
17 ପ୍ରଭୁ ଏହି କଥା କହନ୍ତି,
    ଅବଶିଷ୍ଟ ମାନବଜାତି ଓ ଅନ୍ୟ ଜାତୀୟ ଲୋକମାନେ,
ଯେଉଁମାନେ ମୋ’ ନାମରେ ପରିଚିତ ହୁଅନ୍ତି,
    ସେମାନେ ମୋତେ ଖୋଜିବେ।
ଯେଉଁ ପ୍ରଭୁ ଏହି ସମସ୍ତ ଘଟଣା ଘଟାନ୍ତି,
    ସେ ସ୍ୱୟଂ ଏହା କହିଅଛନ୍ତି।

18 ଏହା ଯୁଗ ଆରମ୍ଭରୁ ଜଣାଅଛି।’ (A)

19 “ସେଥିପାଇଁ ମୁଁ ଭାବୁଛି, ପରମେଶ୍ୱରଙ୍କ ପ୍ରତି ଫେରୁଥିବା ଅନ୍ୟ ଜାତୀୟ ଲୋକମାନଙ୍କୁ କଷ୍ଟ ଦେବା ଆମ୍ଭମାନଙ୍କ ପକ୍ଷରେ ଉଚିତ୍ ନୁହେଁ। 20 ଏହା ବଦଳରେ ଆମ୍ଭେ ସେମାନଙ୍କୁ ଲେଖିବା ଉଚିତ୍ ଯେ:

ତୁମ୍ଭେମାନେ ମୂର୍ତ୍ତିମାନଙ୍କୁ ଦିଆଯାଉଥିବା ଅପବିତ୍ର ଖାଦ୍ୟ ଖାଅ ନାହିଁ।

ଯୌନ ପାପ କର ନାହିଁ।

ରକ୍ତ ଖାଅ ନାହିଁ। ତଣ୍ଟି ଚିପି ମରାଯାଇଥିବା କୌଣସି ପଶୁର ମାଂସ ଖାଅ ନାହିଁ।

21 ସେମାନେ ଏସବୁ କରିବା ଉଚିତ୍ ନୁହେଁ, କାରଣ ଆରମ୍ଭରୁ ମୋଶାଙ୍କ ବ୍ୟବସ୍ଥା ପାଠ କରୁଥିବା ଲୋକେ ପ୍ରତି ନଗରରେ ଏବେ ମଧ୍ୟ ଅଛନ୍ତି ଏବଂ ତାହାଙ୍କର ବ୍ୟବସ୍ଥା ସମାଜଗୃହମାନଙ୍କରେ ପ୍ରତି ବିଶ୍ରାମବାରରେ ପାଠ କରାଯାଏ।”

ଅଣଯିହୂଦୀ ବିଶ୍ୱାସୀମାନଙ୍କୁ ପତ୍ର

22 ଏହା ପରେ ପ୍ରେରିତ, ପ୍ରାଚୀନ ଓ ସମଗ୍ର ମଣ୍ଡଳୀ ସେମାନଙ୍କ ମଧ୍ୟରୁ କେତେକ ଲୋକଙ୍କୁ ବାଛିଲେ। ସେମାନ ପାଉଲ ଓ ବର୍ଣ୍ଣ‌ବ୍‌‌ବାଙ୍କ ସହିତ ସେମାନଙ୍କୁ ଆନ୍ତିୟଖିଆକୁ ପଠାଇବା ପାଇଁ ସ୍ଥିର କଲେ। ସେମାନେ ଯିହୂଦା ଯାହାଙ୍କର ଅନ୍ୟ ନାମ ଥିଲା, ବର୍ଣ୍ଣ‌ବ୍‌‌ବା ଓ ଶୀଲାଙ୍କୁ ବାଛିଲେ। ଏହିମାନେ ଭାଇମାନଙ୍କ ମଧ୍ୟରେ ନେତା ଥିଲେ। 23 ସେମାନେ ତାହାଙ୍କ ହାତରେ ଏହି ଚିଠିଟି ଦେଲେ:

ଆନ୍ତିୟଖିଆ, ସୁରିଆ, କିଲିକିଆସ୍ଥ ଅନ୍ୟଜାତୀୟ ବିଶ୍ୱାସୀ ଭାଇମାନଙ୍କୁ

ପ୍ରେରିତ, ପ୍ରାଚୀନ ଓ ଅନ୍ୟ ଭାଇମାନଙ୍କର ନମସ୍କାର।

24 ଆମ୍ଭେ ଶୁଣିଲୁ ଯେ ଆମ୍ଭ ଭିତରୁ କେତେକ ଲୋକ ଆମ୍ଭଠାରୁ ଆଦେଶ ନ ପାଇ ତୁମ୍ଭମାନଙ୍କୁ ସେମାନଙ୍କ କଥା ଦ୍ୱାରା ଅସୁବିଧାରେ ପକାଇଛନ୍ତି ଓ ତୁମ୍ଭମାନଙ୍କୁ ବ୍ୟତିବ୍ୟସ୍ତ କରୁଛନ୍ତି। 25 ସେଥିପାଇଁ ଆମ୍ଭେ ଏକମତ ଓ ସ୍ଥିର ହୋଇ କେତେକ ଲୋକଙ୍କୁ ବାଛିଛୁ। ଆମ୍ଭେ ସେମାନଙ୍କୁ ଆମ୍ଭର ପ୍ରିୟ ବର୍ଣ୍ଣ‌ବ୍‌‌ବା ଓ ପାଉଲଙ୍କ ସହିତ ପଠାଇବୁ। 26 ବର୍ଣ୍ଣ‌ବ୍‌‌ବା ଓ ପାଉଲ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମ ପାଇଁ ସେମାନଙ୍କର ଜୀବନକୁ ଉତ୍ସର୍ଗ କରିଛନ୍ତି। 27 ସେଥିପାଇଁ ଆମ୍ଭେ ଯିହୂଦା ଓ ଶୀଲାଙ୍କୁ ତୁମ୍ଭମାନଙ୍କ ପାଖକୁ ପଠାଇଲୁ। ସେମାନେ ତୁମ୍ଭମାନଙ୍କୁ ମୌଖିକ ଭାବେ ମଧ୍ୟ ଏହିସବୁ କଥା କହିବେ। 28 ପବିତ୍ରଆତ୍ମା ଓ ଆମ୍ଭମାନଙ୍କୁ ଏହା ଉଚିତ୍ ମନେ ହେଲା ଯେ, ତୁମ୍ଭେମାନେ ଏହି କେତୋଟି ବିଷୟ ଛଡ଼ା ଆଉ ଅଧିକ ବୋଝରେ ଭାରାକ୍ରାନ୍ତ ହେବା ଠିକ୍ ନୁହେଁ। ତେଣୁ ଏହି କେତୋଟି ଆବଶ୍ୟକୀୟ ବିଷୟ ଗୁଡ଼ିକ ତୁମ୍ଭେମାନେ କରିବ:

29 ତୁମ୍ଭେମାନେ ମୂର୍ତ୍ତିଗୁଡ଼ିକ ନିକଟରେ ସମର୍ପିତ ଖାଦ୍ୟ ଖାଇବ ନାହିଁ।

ତୁମ୍ଭେମାନେ ରକ୍ତ ଖାଇବ ନାହିଁ। ତଣ୍ଟି ଚିପି ମରାଯାଇଥିବା ପଶୁମାନଙ୍କୁ ତୁମ୍ଭେମାନେ ଖାଇବ ନାହିଁ।

ତୁମ୍ଭେମାନେ ଯୌନ ପାପସବୁ କରିବ ନାହିଁ।

ଯଦି ତୁମ୍ଭେମାନେ ଏସବୁ ଜିନିଷଠାରୁ ନିଜକୁ ଅଲଗା ରଖିବ, ତେବେ ତୁମ୍ଭେମାନେ ଉତ୍ତମ କାର୍ଯ୍ୟ କରିବ।

ବିଦାୟ।

30 ତା’ପରେ ବର୍ଣ୍ଣ‌ବ୍‌‌ବା, ପାଉଲ, ଯିହୂଦା ଓ ଶୀଲା ଯିରୁଶାଲମରୁ ଆନ୍ତିୟଖିଆକୁ ଯାତ୍ରା କଲେ। ସେଠାରେ ସେମାନେ ଏକାଠି ହୋଇଥିବା ବିଶ୍ୱାସୀମାନଙ୍କୁ ପତ୍ର ଦେଲେ। । 31 ଆନ୍ତିୟଖିଆର ବିଶ୍ୱାସୀମାନେ ଏ ପତ୍ର ପଢ଼ି ଆନନ୍ଦିତ ହେଲେ। କାରଣ ଏହା ସେମାନଙ୍କୁ ଅନ୍ୟନ୍ତ ଉତ୍ସାହିତ କରିଥିଲା। 32 ଯିହୂଦା ଓ ଶୀଲା ଦୁହେଁ ମଧ୍ୟ ଭାବବାଦୀ ଥିଲେ। ସେମାନେ ଭାଇମାନଙ୍କୁ ଉତ୍ସାହ ଦେଇ ଅନେକ କଥା କହିଲେ ଓ ସେମାନଙ୍କୁ ଶକ୍ତିଯୁକ୍ତ କଲେ। 33 ସେଠାରେ କିଛି ଦିନ ରହିବାପରେ ଯେଉଁମାନେ ସେମାନଙ୍କୁ ପଠାଇଥିଲେ, ଯିରୁଶାଲମର ସେହି ଭାଇମାନଙ୍କ ପାଖକୁ ଫେରି ଯିବା ପାଇଁ ଶାନ୍ତିରେ ବିଦାୟ ଦେଲେ। 34 [a]

35 କିନ୍ତୁ ପାଉଲ ଓ ବର୍ଣ୍ଣ‌ବ୍‌‌ବା ଆନ୍ତିୟଖିଆରେ ରହିଲେ ଏବଂ ଅନ୍ୟମାନଙ୍କ ସହିତ ସେମାନେ ଲୋକମାନଙ୍କୁ ପ୍ରଭୁଙ୍କର ବାକ୍ୟ ଶିକ୍ଷା ଦେଲେ ଏବଂ ସୁସମାଗ୍ଭର ପ୍ରଗ୍ଭର କଲେ।

ପାଉଲ ଓ ବର୍ଣ୍ଣ‌ବ୍‌‌ବା ଅଲଗା ହୋଇଗଲେ

36 ପାଉଲ କିଛି ଦିନ ପରେ ବର୍ଣ୍ଣ‌ବ୍‌‌ବାଙ୍କୁ କହିଲେ, “ଗ୍ଭଲ, ଆମ୍ଭେମାନେ ଫେରିବା ଆଉ ଆମ୍ଭେମାନେ ପ୍ରଭୁଙ୍କର ବାକ୍ୟ ଯେଉଁ ପ୍ରତ୍ୟେକ ସହରରେ ପ୍ରଗ୍ଭର କରିଛୁ, ସେହିସବୁ ସହରକୁ ଯାଇ ଆମ୍ଭ ଭାଇମାନଙ୍କୁ ଦେଖିବା, ଆଉ ସେମାନଙ୍କ ଭଲମନ୍ଦ ବୁଝିବା।”

37 ବର୍ଣ୍ଣ‌ବ୍‌‌ବା ସେମାନଙ୍କ ସହିତ ମାର୍କ ନାମରେ ପରିଚିତ ଯୋହନଙ୍କୁ ନେବା ପାଇଁ ଗ୍ଭହିଁଲେ। 38 କିନ୍ତୁ ପାଉଲ ତାହାଙ୍କୁ ସାଙ୍ଗରେ ନ ନେବା ପାଇଁ ଜୋ‌ର୍‌‌ଦେଲେ, କାରଣ ସେ ପୂର୍ବରୁ ପଂଫୂଲିଆରେ ସେମାନଙ୍କ ସହିତ ଏହି କାର୍ଯ୍ୟରେ ସାଙ୍ଗରେ ନ ରହି ସେମାନଙ୍କୁ ତ୍ୟାଗ କରି ଗ୍ଭଲି ଆସିଥିଲେ। 39 ଏଥିପାଇଁ ସେମାନଙ୍କ ମଧ୍ୟରେ ଘୋର ମତଭେଦ ହେଲା। ଏହା ଫଳରେ, ପାଉଲ ଓ ବର୍ଣ୍ଣ‌ବ୍‌‌ବା ପରସ୍ପରଠାରୁ ଅଲଗା ହୋଇଗଲେ। ବର୍ଣ୍ଣ‌ବ୍‌‌ବା ମାର୍କଙ୍କୁ ନେଇ ଜଳ ପଥରେ କୂପ୍ର ଉପଦ୍ୱୀପକୁ ଗ୍ଭଲିଗଲେ।

40 ପାଉଲ ଶୀଲାଙ୍କୁ ତାହାଙ୍କ ସହିତ ନେବା ପାଇଁ ବାଛିଲେ। ଆନ୍ତିୟଖିଆରେ ଭାଇମାନେ ପାଉଲଙ୍କୁ ପ୍ରଭୁଙ୍କ ଅନୁଗ୍ରହ ଓ ତତ୍ତ୍ୱାବଧାନରେ ସମର୍ପଣ କରି ବିଦାୟ ଦେଲେ। 41 ପାଉଲ ଓ ଶୀଲା ସିରିଆ ଓ କିଲିକିୟା ଦେଶ ଦେଇ ଗଲେ ଓ ମଣ୍ଡଳୀଗୁଡ଼ିକୁ ଶକ୍ତିଶାଳୀ ହେବା ପାଇଁ ସାହାଯ୍ୟ କଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center