M’Cheyne Bible Reading Plan
ଇସ୍ହାକଙ୍କୁ ଯାକୁବର ପ୍ରବଞ୍ଚନା
27 ଇସ୍ହାକ ବୃଦ୍ଧ ହେଲା ପରେ ତାଙ୍କ ଆଖିକୁ ଭଲ ଦେଖା ଗଲା ନାହିଁ। ଦିନେ ସେ ତାଙ୍କର ବଡ଼ ପୁତ୍ର ଏଷୌକୁ ପାଖକୁ ଡାକି କହିଲେ, “ହେ ପୁତ୍ର” ଏଷୌ!
ସେ ଉତ୍ତର ଦେଲେ, “ମୁଁ ଏହିଠାରେ,”
2 ଇସ୍ହାକ କହିଲେ, “ମୁଁ ବୃଦ୍ଧ। ମୁଁ ଜାଣିନି, କେବେ ମରିବିା 3 ତେଣୁ ତୁମ୍ଭେ ତୁମ୍ଭର ଧନୁ ଏବଂ ଶର ନେଇ ଶିକାର କରିବାକୁ ଯାଅ। ମୋ’ ଖାଦ୍ୟ ପାଇଁ ଏକ ମୃଗ ଶିକାର କର। 4 ମୁଁ ଯେଉଁ ପରି ଖାଦ୍ୟକୁ ଭଲ ପାଏ ସେହିପରି ଖାଦ୍ୟ ପ୍ରସ୍ତୁତ କରି ଭୋଜନ ନିମନ୍ତେ ମୋ’ ପାଇଁ ଆଣ। ତହିଁରେ ମୋର ମୃତ୍ୟୁ ପୂର୍ବରୁ ତୁମ୍ଭକୁ ଆଶୀର୍ବାଦ କରିବି।” 5 ତେଣୁ ଏଷୌ ଶିକାରକୁ ଗଲେ।
ରିବିକା ଏହିକଥା ଶୁଣୁଥିଲେ ଯେତେବେଳେ ଇସ୍ହାକ ତାଙ୍କର ବଡ଼ପୁଅ ଏଷୌକୁ କହୁଥିଲେ। 6 ରିବିକା ତାଙ୍କର ପୁତ୍ର ଯାକୁବକୁ କହିଲେ, “ଶୁଣ, ତୁମ୍ଭର ପିତା ଏଷୌକୁ କହିବାର କଥା ମୁଁ ଶୁଣିଛି। 7 ତୁମ୍ଭର ପିତା କହିଲେ, ‘ମୋ’ ପାଇଁ ମୃଗୟା ମାଂସ ରାନ୍ଧି କରି ମୋତେ ଖୁଆଅ। ମୋ’ ପାଇଁ ଖାଦ୍ୟ ପ୍ରସ୍ତୁତ କରି ଆଣ, ମୁଁ ତାହା ଖାଇ ମରିବା ପୂର୍ବରୁ ତୁମ୍ଭକୁ ଆଶୀର୍ବାଦ କରିବି।’ 8 ତେଣୁ ପୁତ୍ର, ମୋର କଥା ଶୁଣ। ମୁଁ ଯେପରି କହୁଛି ସେହିପରି କର। 9 ଆମ୍ଭର ଗୋଠରୁ ଦୁଇଟି ଯୁବା ଛେଳି ଆଣ। ତୁମ୍ଭର ପିତାଙ୍କର ରୁଚି ମୁତାବକ ଖାଦ୍ୟ ମୁଁ ପ୍ରସ୍ତୁତ କରି ଦେବି। 10 ଏହା ପରେ ତୁମ୍ଭେ ତୁମ୍ଭ ପିତାଙ୍କ ନିକଟକୁ ଖାଦ୍ୟ ନେଇ ଯିବ। ଏବଂ ସେ ମରିବା ପୂର୍ବରୁ ତୁମ୍ଭକୁ ଆଶୀର୍ବାଦ ଦେବେ।”
11 କିନ୍ତୁ ଯାକୁବ ତା’ର ମାତା ରିବିକାକୁ କହିଲେ, “ମୋର ଭାଇ ଏଷୌ ଲୋମଶ ଶରୀର। ମୁଁ ତାଙ୍କ ପରି ଲୋମଶ ନୁହେଁ। 12 ଯଦି ମୋର ପିତା ମୋତେ ସ୍ପର୍ଶ କରନ୍ତି। ସେ ଜାଣି ପାରିବେ ଯେ ମୁଁ ଏଷୌ ନୁହେଁ। ତା’ପରେ ସେ ମୋତେ ଆଶୀର୍ବାଦ କରିବା ପରିବର୍ତ୍ତେ ଅଭିଶାପ ଦେବେ। କାରଣ ମୁଁ ତାଙ୍କୁ ପ୍ରବଞ୍ଚନା କରିବାକୁ ଚେଷ୍ଟା କରୁଛି।”
13 ତେଣୁ ରିବିକା ତାଙ୍କୁ କହିଲେ, “ଯଦି କିଛି ସମସ୍ୟା ଆସେ ତେବେ ମୁଁ ସହିନେବି। ମୁଁ ଯାହା କହୁଛି ତୁମ୍ଭେ ସେହିପରି କର। ଯାଅ ମୋ’ ପାଇଁ ଛେଳି ଧରି ଆସ।”
14 ତେଣୁ ଯାକୁବ ଯାଇ ଦୁଇଟି ଛେଳି ଆଣି ତାଙ୍କର ମାଙ୍କୁ ଦେଲେ। ଏହା ପରେ ତାଙ୍କର ମା’ ତାଙ୍କ ପିତାଙ୍କର ରୁଚି ଅନୁସାରେ ଖାଦ୍ୟ ପ୍ରସ୍ତୁତ କଲେ। 15 ରିବିକା ତାଙ୍କର ବଡ଼ପୁଅର ପୋଷାକ, ଯାହା ଘରେ ତାଙ୍କ ନିକଟରେ ଥିଲା, ନେଇ ଆଣି ତା’ର ସାନ ପୁଅ ଯାକୁବକୁ ସେହି ବସ୍ତ୍ର ପିନ୍ଧାଇ ଦେଲେ। 16 ରିବିକା ଛେଳି ଚମଡ଼ା ଆଣି ଯାକୁବର ହାତରେ ଏବଂ ତାଙ୍କ ଗଳାଦେଶରେ ଗୁଡ଼ାଇ ଦେଲେ। 17 ଏହା ପରେ ରିବିକା ପ୍ରସ୍ତୁତ ଖାଦ୍ୟକୁ ଆଣି ଯାକୁବକୁ ଦେଲେ।
18 ଯାକୁବ ତାଙ୍କର ପିତାଙ୍କ ନିକଟକୁ ଯାଇ କହିଲେ, “ପିତା”।
ତାଙ୍କର ପିତା କହିଲେ, “ହଁ ପୁତ୍ର, ତୁମ୍ଭେ କିଏ?”
19 ଯାକୁବ ତାଙ୍କର ପିତାଙ୍କୁ କହିଲେ, “ମୁଁ ଏଷୌ, ତୁମ୍ଭର ପ୍ରଥମ ସନ୍ତାନ ଅଟେ। ତୁମ୍ଭର ବାକ୍ୟ ଅନୁସାରେ ମୁଁ କରିଛି। ବର୍ତ୍ତମାନ ବସି ଶିକାର ମାଂସ ଭୋଜନ କରି ମୋତେ ଆଶୀର୍ବାଦ କର।”
20 କିନ୍ତୁ ଇସ୍ହାକ ତାଙ୍କ ପୁତ୍ରଙ୍କୁ କହିଲେ, “ତୁମ୍ଭେ ଏତେ ଶୀଘ୍ର ଶିକାରରୁ କିପରି ଫେରିଲ?”
ଯାକୁବ ଉତ୍ତର ଦେଲେ, “କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ମୋତେ ତାହା ଶୀଘ୍ର ଭେଟାଇ ଦେଲେ।”
21 ଏହା ପରେ ଇସ୍ହାକ ଯାକୁବକୁ କହିଲେ, “ପୁତ୍ର, ମୋର ପାଖକୁ ଆସ ତେବେ ମୁଁ ଜାଣି ପାରିବି। ଯଦି ମୁଁ ତୁମ୍ଭକୁ ସ୍ପର୍ଶ କରେ ତେବେ ମୁଁ ଜାଣି ପାରିବି ଯେ ତୁମ୍ଭେ ମୋର ପୁତ୍ର ଏଷୌ କି ନୁହେଁ।”
22 ତେଣୁ ଯାକୁବ ତାଙ୍କର ପିତାଙ୍କ ନିକଟକୁ ଗଲେ। ଇସ୍ହାକ ସ୍ପର୍ଶ କରି କହିଲେ, “ତୁମ୍ଭର ସ୍ୱର ଯାକୁବର ସ୍ୱର ପରି କିନ୍ତୁ ତୁମ୍ଭର ହାତ ଲୋମଶ ଠିକ୍ ଏଷୌର ହାତ ପରି।” 23 ଇସ୍ହାକ ତାଙ୍କୁ ଚିହ୍ନି ପାରିଲେ ନାହିଁ, କାରଣ ତା’ର ହାତଗୁଡ଼ିକ ଏଷୌର ଲୋମଶ ହାତ ପରି। ତେଣୁ ସେ ତାଙ୍କୁ ଆଶୀର୍ବାଦ କଲେ।
24 ଇସ୍ହାକ କହିଲେ, “ତୁମ୍ଭେ କ’ଣ ମୋର ପୁତ୍ର ଏଷୌ?”
ଯାକୁବ ଉତ୍ତର ଦେଲେ, “ହଁ ମୁଁ ଏଷୌ।”
ଯାକୁବଙ୍କ ପାଇଁ ଆଶୀର୍ବାଦ
25 ଏହା ପରେ ଇସ୍ହାକ କହିଲେ, “ସେହି ଖାଦ୍ୟ ମୋ’ ପାଇଁ ଆଣ। ମୁଁ ତାହାକୁ ଖାଇ ତୁମ୍ଭକୁ ଆଶୀର୍ବାଦ ଦେବି।” ତେଣୁ ଯାକୁବ ତାଙ୍କୁ ଖାଦ୍ୟ ଦେଲେ ଏବଂ ସେ ତାକୁ ଖାଇଲେ। ଏବଂ ଯାକୁବ ତାଙ୍କୁ ଦ୍ରାକ୍ଷାରସ ଦେଲେ, ସେ ତାହା ପିଇଲେ।
26 ଏହା ପରେ ଇସ୍ହାକ ତାଙ୍କୁ କହିଲେ, “ମୋର ପୁତ୍ର ମୋ’ ପାଖକୁ ଆସ ମୋତେ ଚୁମ୍ବନ ଦିଅ।” 27 ଯାକୁବ ତାଙ୍କର ପିତାଙ୍କ ନିକଟକୁ ଗଲେ ଓ ତାଙ୍କୁ ଚୁମ୍ବନ ଦେଲେ। ଇସ୍ହାକ ତାଙ୍କର ଗନ୍ଧ ବାରି ପାରିଲେ। ତାହା ଏଷୌର ପୋଷାକର ଗନ୍ଧ ଥିଲା। ଏବଂ ଇସ୍ହାକ ତାଙ୍କୁ ଆଶୀର୍ବାଦ ଦେଇ କହିଲେ,
“ସଦାପ୍ରଭୁଙ୍କର ଆଶୀର୍ବାଦପ୍ରାପ୍ତ କ୍ଷେତ୍ରର ସୁଗନ୍ଧି ତୁଲ୍ୟ
ମୋ’ ପୁତ୍ରର ସୁଗନ୍ଧି।
28 ସଦାପ୍ରଭୁ ତୁମ୍ଭକୁ ଯଥେଷ୍ଟ ବର୍ଷା ଦିଅନ୍ତୁ।
ତେଣୁ ତୁମ୍ଭେ ବହୁତ ଫସଲ ଓ ଦ୍ରାକ୍ଷାରସ ପାଇବ।
29 ସବୁ ଲୋକ ତୁମ୍ଭର ସେବା କରନ୍ତୁ।
ସବୁ ଜାତି ତୁମ୍ଭ ନିକଟରେ ମସ୍ତକ ଅବନତ କରନ୍ତୁ।
ତୁମ୍ଭର ଭାଇ ଉପରେ ତୁମ୍ଭେ ଶାସନ କର।
ତୁମ୍ଭର ମା’ର ସନ୍ତାନ ତୁମ୍ଭକୁ ମାନୁ।
ଯେ ତୁମ୍ଭକୁ ଅଭିଶାପ ଦିଏ ସେ ଅଭିଶପ୍ତ ହେଉ।
ଯେ ତୁମ୍ଭକୁ ଆଶୀର୍ବାଦ କରେ ସେ ଆଶୀର୍ବାଦ ପ୍ରାପ୍ତ ହେଉ।”
ଏଷୌ ତାଙ୍କ ପିତାଙ୍କର “ଆଶୀର୍ବାଦ” ଗ୍ଭହେଁ
30 ଇସ୍ହାକ ଯାକୁବକୁ ଆଶୀର୍ବାଦ ଦେଇ ସାରିଲେ। ଏହା ପରେ ସେ ସେହି ସ୍ଥାନ ପରିତ୍ୟାଗ କଲେ। ଏହି ସମୟରେ ଏଷୌ ଶିକାରରୁ ଫେରିଲେ। 31 ତାଙ୍କର ପିତାଙ୍କ ରୁଚି ଅନୁସାରେ ସେ ଖାଦ୍ୟ ପ୍ରସ୍ତୁତ କଲେ। ଏବଂ ତାହା ତାଙ୍କ ପିତାଙ୍କ ନିକଟକୁ ଆଣିଲେ। ସେ ତାଙ୍କ ପିତାଙ୍କୁ କହିଲେ, “ପିତା, ମୁଁ ତୁମ୍ଭର ପୁତ୍ର, ଉଠ ଏବଂ ମାଂସ ଖାଅ, ମୁଁ ତାହା ତୁମ୍ଭ ପାଇଁ ରାନ୍ଧି ଆଣିଛି। ତା’ପରେ ତୁମ୍ଭେ ମୋତେ ଆଶୀର୍ବାଦ କରିବ।”
32 କିନ୍ତୁ ଇସ୍ହାକ ତାଙ୍କୁ କହିଲେ, “ତୁମ୍ଭେ କିଏ?”
ସେ ଉତ୍ତର ଦେଲେ, “ମୁଁ ତୁମ୍ଭର ପ୍ରଥମ ପୁତ୍ର ଏଷୌ ଅଟେ।”
33 ଏହା ପରେ ଇସ୍ହାକ ବହୁତ ବ୍ୟସ୍ତ ହେଲେ ଏବଂ କହିଲେ, “ତେବେ ସିଏ କିଏ ଥିଲା, ଯେ ପ୍ରଥମେ ତୁମ୍ଭ ପୂର୍ବରୁ ରନ୍ଧାମାଂସ ଧରି ଆସିଥିଲା? ମୁଁ ତାହା ଖାଇ ତାଙ୍କୁ ଆଶୀର୍ବାଦ କଲି। ବର୍ତ୍ତମାନ ମୋର ଆଶୀର୍ବାଦ ଫେରାଇବା ପାଇଁ ଡେରି ହୋଇଛି।”
34 ଏଷୌ ପିତାଙ୍କର କଥା ଶୁଣିଲେ! ସେ ବହୁତ ରାଗିଗଲେ ଏବଂ ଚିତ୍କାର କଲେ। ସେ ତାଙ୍କ ପିତାଙ୍କୁ କହିଲେ, “ତେବେ ମୋତେ ଆଶୀର୍ବାଦ କର ପିତା”
35 ଇସ୍ହାକ କହିଲେ, “ତୁମ୍ଭର ଭାଇ ମୋତେ ପ୍ରବଞ୍ଚନା କଲା। ସେ ଆସି ତୁମ୍ଭର ଆଶୀର୍ବାଦ ନେଇଗଲା।”
36 ଏଷୌ କହିଲେ, “ତା’ର ନାମ ହେଲା ଯାକୁବ ତାହା କ’ଣ ଯଥାର୍ଥ ନୁହେଁ। ସେ ମୋତେ ଦୁଇଥର ପ୍ରବଞ୍ଚନା କଲା। ସେ ମୋର ଜ୍ୟେଷ୍ଠ ଅଧିକାର ଛଡ଼ାଇ ନେଲା। ଏବଂ ମୋର ଆଶୀର୍ବାଦ ନେଇଗଲା।” ଏହା ପରେ ଏଷୌ କହିଲେ, “ମୋ’ ପାଇଁ କିଛି ଆଶୀର୍ବାଦ ରଖିଛ କି?”
37 ଇସ୍ହାକ ଉତ୍ତର ଦେଲେ, “ହୋଇଗଲା, ତୁମ୍ଭକୁ ଶାସନ କରିବା ପାଇଁ, ମୁଁ ଯାକୁବକୁ କ୍ଷମତା ଦେଲି। ଏବଂ ମୁଁ ତାଙ୍କୁ କହିଲି ତୁମ୍ଭର ସମସ୍ତ ଭାଇ ତୁମ୍ଭର ସେବା କରିବେ। ଏବଂ ମୁଁ ତାଙ୍କୁ ପ୍ରବଳ ଫସଲ ଓ ପ୍ରଚୁର ଦ୍ରାକ୍ଷାରସ ଜାତ ହେବା ପାଇଁ ଆଶୀର୍ବାଦ କରି ସାରିଛି। କ’ଣ ମୁଁ କରି ପାରିବି, ମୋ’ ପୁତ୍ର।”
38 କିନ୍ତୁ ଏଷୌ କହିଲେ, “ମୋ’ ପିତା, ତୁମ୍ଭର କ’ଣ କେବଳ ଗୋଟିଏ ଆଶୀର୍ବାଦ ଅଛି? ଆଶୀର୍ବାଦ କର ମୋତେ ମଧ୍ୟ, ପିତା।” ଏବଂ ଏହା କହି ଏଷୌ ଜୋର୍ରେ କାନ୍ଦିଲା।
39 ତା’ପରେ ଇସ୍ହାକ ତାଙ୍କୁ କହିଲେ,
“ତୁମ୍ଭେ ବାହାରରେ ବର୍ଷାରେ ରହିବ
ଯାହା ଭୂମି ଉତ୍ପାଦନ କରିବ ଛାଡ଼ି ଦେବ।
40 ତୁମ୍ଭେ ଖଡ଼୍ଗଜୀବି
ଓ ଆପଣା ଭ୍ରାତାର ଦାସ ହେବ।
କିନ୍ତୁ ତୁମ୍ଭେ ଯେତେବେଳେ ପ୍ରସ୍ତୁତ,
ତୁମ୍ଭ କାନ୍ଧରୁ ଜୁଆଳି କାଢ଼ି ଦେବ, ତେବେ ତୁମ୍ଭେ ମୁକ୍ତି ପାଇବ।”
Jacob Leaves the Country
41 ଏହି ପ୍ରକାରେ ଯାକୁବ ଆପଣା ପିତାଠାରୁ ଆଶୀର୍ବାଦ ପାଇବା ହେତୁରୁ ଏଷୌ ତାହା ପ୍ରତି ଈର୍ଷାଭାବ ବହି ସେ ସ୍ଥିର କଲେ, “ମୁଁ ଅପେକ୍ଷା କରିବି ମୋର ପିତାଙ୍କର ଶୋକର ସମୟ ବିତିବା ଯାଏ। ଏହା ପରେ ମୁଁ ଆପଣା ଭ୍ରାତା ଯାକୁବକୁ ବଧ କରିବି।”
42 କିନ୍ତୁ ସେହି ବାକ୍ୟଗୁଡ଼ିକ ରିବିକାକୁ ଶୁଣା ଯାଇଥିଲା। ଏଷୌ ଯାକୁବକୁ ହତ୍ୟା କରିବାର ଯୋଜନା କରିଅଛି। ସେ ଯାକୁବକୁ ଡାକି କହିଲେ, “ଶୁଣ ତୁମ୍ଭର ଭାଇ ଏଷୌ ତୁମ୍ଭକୁ ମାରିବା ପାଇଁ ଯୋଜନା କରିଛି। 43 ତେଣୁ ହେ ମୋର ପୁତ୍ର ମୁଁ ଯେମନ୍ତ କହୁଛି, ସେହିପରି କର। ମୋର ଭ୍ରାତା ଲାବନ ହାରଣରେ ବାସ କରୁଛି। ତୁମ୍ଭେ ତା’ ପାଖରେ ଯାଇ ଲୁଚ। 44 ତାଙ୍କ ପାଖରେ ଅଳ୍ପ ସମୟ ପାଇଁ ରୁହ। ତୁମ୍ଭ ଭାଇର ରାଗ ଶାନ୍ତ ହେବା ପର୍ଯ୍ୟନ୍ତ ତୁମ୍ଭେ ସେଠାରେ ରୁହ। 45 କିଛି ସମୟ ପରେ ତୁମ୍ଭ ଭାଇ ଭୁଲିଯିବ ତୁମ୍ଭେ ତା’ ପ୍ରତି କ’ଣ କରିଥିଲ। ତା’ପରେ ମୁଁ ଗ୍ଭକର ପଠାଇ ତୁମ୍ଭକୁ ନେଇ ଆସିବି। ମୁଁ ଏକାଦିନେ ଦୁଇ ଜଣକୁ ହରାଇବାକୁ ଗ୍ଭହୁଁ ନାହିଁ।”
46 ଏହା ପରେ ରିବିକା ଇସ୍ହାକଙ୍କୁ କହିଲେ, “ତୁମ୍ଭର ପୁତ୍ର ଏଷୌ ହିତ୍ତୀୟ କନ୍ୟାକୁ ବିବାହ କଲା, ଏହା ମୋର ପ୍ରାଣକୁ କଷ୍ଟ ଦେଉଅଛି। କାରଣ ସେମାନେ ଆମ୍ଭର ଲୋକ ନୁହନ୍ତି। ଯଦି ଯାକୁବ ଏହି ଦେଶର କନ୍ୟାକୁ ବିବାହ କରେ ତେବେ ମୁଁ ମରିଯିବି।”
ଯିହୂଦୀ ନେତାମାନଙ୍କର ଯୀଶୁଙ୍କୁ ହତ୍ୟା କରିବା ପାଇଁ ଷଡ଼ଯନ୍ତ୍ର(A)
26 ଏହିସବୁ କଥା କହି ସାରିବା ପରେ ଯୀଶୁ ନିଜର ଶିଷ୍ୟମାନଙ୍କୁ କହିଲେ, 2 “ଦୁଇ ଦିନ ପରେ ନିସ୍ତାରପର୍ବ ହେବା କଥା ତୁମ୍ଭେ ଜାଣ। ସେହି ଦିନ କ୍ରୁଶରେ ଚଢ଼ାଇ ମନୁଷ୍ୟପୁତ୍ରଙ୍କୁ ମାରି ଦେବା ପାଇଁ ତାହାଙ୍କ ଶତ୍ରୁମାନଙ୍କ ହାତରେ ଦେଇ ଦିଆଯିବ।”
3 ତା’ପରେ ପ୍ରଧାନଯାଜକ ଓ ଲୋକମାନଙ୍କ ପ୍ରାଚୀନ ନେତାମାନେ କୟାଫା ନାମକ ମହାଯାଜକଙ୍କ ଭବନର ଅଗଣାରେ ଏକାଠି ହେଲେ। 4 ସେମାନେ ଯୀଶୁଙ୍କୁ କପଟରେ ବନ୍ଦୀ କରି ତାହାଙ୍କୁ ମାରିଦେବା ପାଇଁ ଯୋଜନା କଲେ। 5 କିନ୍ତୁ ବୈଠକରେ ସେମାନେ କଥାବାର୍ତ୍ତା ହେଲେ, “ଆମ୍ଭେ ନିସ୍ତାରପର୍ବ [a] ସମୟରେ ଏସବୁ କରିବା ଉଚିତ୍ ହେବ ନାହିଁ। କାରଣ ଲୋକମାନେ ଏଥିରେ ରାଗିଯାଇ ପାରନ୍ତି ଓ ଦଙ୍ଗାହାଙ୍ଗାମା କରି ପାରନ୍ତି।”
ଜଣେ ସ୍ତ୍ରୀଲୋକ ଏକ ବିଶେଷ କାର୍ଯ୍ୟ କଲେ(B)
6 ଯୀଶୁ ବେଥନୀୟାରେ ଥିଲେ। ସେ କୁଷ୍ଠରୋଗୀ ଶିମୋନର ଘରେ ରହିଥିଲେ। 7 ଯୀଶୁ ସେଠାରେ ଥିବା ସମୟରେ ଜଣେ ସ୍ତ୍ରୀଲୋକ ତାହାଙ୍କ ପାଖରେ ଆସି ପହଞ୍ଚିଲା। ସେ ଗୋଟିଏ ପାତ୍ରରେ ବହୁ ମୂଲ୍ୟବାନ୍ ସୁଗନ୍ଧିତ ଅତର ଆଣିଥିଲା। ସେ ଅତରତକ ଯୀଶୁଙ୍କ ମୁଣ୍ତ ଉପରେ ଢାଳି ଦେଲା’ ସେତେବେଳେ ଯୀଶୁ ଖାଉଥିଲେ।
8 ଯୀଶୁଙ୍କ ଶିଷ୍ୟମାନେ ଏହା ଦେଖି ଅତ୍ୟନ୍ତ ରାଗିଗଲେ। ସେମାନେ କହିଲେ, “ଏତେ ଅପବ୍ୟୟ କାହିଁକି? 9 ଏ ଅତରତକ ଅନେକ ଟଙ୍କାରେ ବିକାଯାଇ ସେଥିରୁ ମିଳିବା ଟଙ୍କା ଗରିବମାନଙ୍କ ମଧ୍ୟରେ ବଣ୍ଟା ଯାଇ ପାରିଥା’ନ୍ତା।”
10 ଯୀଶୁ ତାହା ଜାଣି ସେମାନଙ୍କୁ କହିଲେ, “କାହିଁକି ବୃଥାରେ ଏହି ସ୍ତ୍ରୀଲୋକକୁ ହଇରାଣ କରୁଛ? ସେ ମୋ’ ପାଇଁ ଗୋଟିଏ ବହୁତ ଭଲ କାମ କରିଛି। 11 ଗରିବମାନେ ତ ସବୁବେଳେ ତୁମ୍ଭ ସହିତ ଅଛନ୍ତି। [b] କିନ୍ତୁ ତୁମ୍ଭେ ମୋତେ ସବୁବେଳେ ପାଇବ ନାହିଁ। 12 ଏହି ସ୍ତ୍ରୀଲୋକ ମୋ’ ଦେହରେ ଅତର ଢାଳିଛି। ମୋର ସମାଧି ନିମନ୍ତେ ମୋତେ ପ୍ରସ୍ତୁତ କରିବା ପାଇଁ ସେ ଏହା କରିଛି, 13 ମୁଁ ତୁମ୍ଭକୁ ସତ୍ୟ କହୁଛି, ଏ ଜଗତରେ ସର୍ବତ୍ର ଲୋକମାନଙ୍କ ମଧ୍ୟରେ ସୁସମାଗ୍ଭର ଘୋଷଣା କରାଯିବ। ତା’ ସହିତ ଏ ସ୍ତ୍ରୀଲୋକଟି କ’ଣ କରିଥିଲା, ସେ ବିଷୟ ମଧ୍ୟ ଘୋଷଣା କରାଯିବ, ଲୋକମାନେ ତାକୁ ମନେ ରଖିବେ।”
ଯିହୂଦା ଯୀଶୁଙ୍କ ଶତ୍ରୁ ପାଲଟିଗଲେ(C)
14 ତା’ପରେ ଯୀଶୁଙ୍କର ବାରଜଣ ଶିଷ୍ୟଙ୍କ ମଧ୍ୟରୁ ଜଣେ ଯାଇ ପ୍ରଧାନଯାଜକମାନଙ୍କ ସହିତ କଥାବାର୍ତ୍ତା କଲା। ସେହି ଶିଷ୍ୟର ନାମ ଇଷ୍କାରିୟୋତ ଯିହୂଦା ଥିଲା। 15 ସେ କହିଲା, “ମୁଁ ତୁମ୍ଭମାନଙ୍କ ହାତରେ ଯୀଶୁଙ୍କୁ ଧରେଇ ଦେବି। ଏହା କରିବା ପାଇଁ ତୁମ୍ଭେମାନେ ମୋତେ କ’ଣ ଦେବ?’’ ଯାଜକମାନେ ଯିହୂଦାଙ୍କୁ ତିରିଶ୍ଟି ରୂପାଟଙ୍କା ଦେଲେ। 16 ସେହି ସମୟରୁ ଯିହୂଦା ଯାଜକମାନଙ୍କ ହାତରେ ଯୀଶୁଙ୍କୁ ଧରାଇ ଦେବା ପାଇଁ ସୁଯୋଗର ଅପେକ୍ଷାରେ ରହିଲା।
ଶିଷ୍ୟମାନଙ୍କ ସହିତ ଯୀଶୁଙ୍କ ନିସ୍ତାରପର୍ବର ଭୋଜି(D)
17 ଖମୀରଶୂନ୍ୟ ରୋଟୀ ପର୍ବର ପ୍ରଥମ ଦିନ ଶିଷ୍ୟମାନେ ଯୀଶୁଙ୍କ ନିକଟକୁ ଆସିଲେ। ସେମାନେ କହିଲେ, “ନିସ୍ତାରଭୋଜି ଖାଇବାକୁ ଆପଣଙ୍କ ପାଇଁ ଆମ୍ଭେ ସବୁକିଛି ପ୍ରସ୍ତୁତ କରିବୁ। ଆପଣ କେଉଁଠାରେ ଭୋଜି ଖାଇବା ପାଇଁ ଗ୍ଭହାନ୍ତି?”
18 ଯୀଶୁ କହିଲେ, “ନଗରରେ ଥିବା ମୋର ଜଣେ ଚିହ୍ନା ଲୋକ ପାଖକୁ ଯାଅ। ତାକୁ କୁହ ‘ଗୁରୁ କହିଛନ୍ତି ‘ମନୋନୀତ ସମୟ ଆସି ପାଖେଇ ଗଲାଣି ଓ ମୁଁ ତୁମ୍ଭ ଘରେ ମୋ’ ଶିଷ୍ୟମାନଙ୍କ ସହିତ ନିସ୍ତାରପର୍ବ ଭୋଜି ଉତ୍ସବ ପାଳନ କରିବି।’” 19 ଯୀଶୁଙ୍କ କହିବା ଅନୁସାରେ ଶିଷ୍ୟମାନେ କଲେ। ସେମାନେ ନିସ୍ତାରପର୍ବର ଭୋଜି ପ୍ରସ୍ତୁତ କଲେ।
20 ସନ୍ଧ୍ୟାବେଳେ ଯୀଶୁ ନିଜର ବାରଜଣଯାକ ଶିଷ୍ୟଙ୍କ ସହିତ ଖାଇବାକୁ ବସିଲେ। 21 ସେମାନେ ଖାଉଥିବା ସମୟରେ ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି। ତୁମ୍ଭମାନଙ୍କ ମଧ୍ୟରେ ଥିବା ବାରଜଣଙ୍କ ଭିତରୁ ଜଣେ ମୋ’ ପ୍ରତି ବିଶ୍ୱାସଘାତକତା କରିବ।”
22 ଏହା ଶୁଣି ସେମାନେ ବହୁତ ଦୁଃଖିତ ହେଲେ। ପ୍ରତ୍ୟେକ ଶିଷ୍ୟ ଯୀଶୁଙ୍କୁ ପଗ୍ଭରିଲେ, “ପ୍ରଭୁ, ନିଶ୍ଚିତଭାବରେ ସେ ଜଣକ ମୁଁ ନୁହେଁ! କୁହନ୍ତୁ ମୁଁ କି?”
23 ଯୀଶୁ ଉତ୍ତର ଦେଲେ, “ଯେଉଁ ଲୋକ ମୋ’ ସାଙ୍ଗରେ ଗିନାରେ ତା’ର ହାତ ବୁଡ଼ାଇଛି, ସେ ମୋ’ ସହିତ ବିଶ୍ୱାସଘାତକତା କରିବ। 24 ମନୁଷ୍ୟପୁତ୍ର ଯିବେ ଓ ମରିଯିବେ। ଏହା ହିଁ ହେବ ବୋଲି ଶାସ୍ତ୍ରରେ ଲେଖାଅଛି। କିନ୍ତୁ ଯେଉଁ ଲୋକ ମନୁଷ୍ୟପୁତ୍ରଙ୍କୁ ମାରିବା ପାଇଁ ଶତ୍ରୁ ହାତରେ ଦେଇଦେବ, ସେ ଲୋକ ଧିକ୍! ସେ ଲୋକ ଜନ୍ମ ନ ହୋଇଥିଲେ ବରଂ ଭଲ ହୋଇଥା’ନ୍ତା।”
25 ତା’ପରେ ଯିହୂଦା, “ଯିଏ ତାହାଙ୍କୁ ଶତ୍ରୁମାନଙ୍କୁ ଧରେଇ ଦେବାକୁ ଯାଉଥିଲା, କହିଲା ଗୁରୁ, ସେ କ’ଣ ମୁଁ?”
ଯୀଶୁ କହିଲେ, “ହଁ, ତୁମ୍ଭେ ସେହି।”
ପ୍ରଭୁଭୋଜ(E)
26 ସେମାନେ ଖାଉଥିବା ବେଳେ, ଯୀଶୁ ରୋଟୀ ନେଲେ। ସେହି ରୋଟୀ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ତା’ପରେ ରୋଟୀ ଛିଣ୍ଡେଇଲେ, ତାହାକୁ ଶିଷ୍ୟମାନଙ୍କୁ ଦେଲେ। ଯୀଶୁ କହିଲେ, “ଏହି ରୋଟୀ ନିଅ ଓ ଖାଅ। ଏ ରୋଟୀ ମୋର ଶରୀର।”
27 ତା’ପରେ ସେ ଗୋଟିଏ ଗିନାରେ ଦ୍ରାକ୍ଷାରସ ନେଲେ, ଓ ଏଥିପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ଶିଷ୍ୟମାନଙ୍କୁ କହିଲେ, “ତୁମ୍ଭେ ସମସ୍ତେ ଏଥିରୁ ପିଅ। 28 ଏ ଦ୍ରାକ୍ଷାରସ ମୋର ରକ୍ତ। ମୋର ରକ୍ତରେ ପରମେଶ୍ୱରଙ୍କଠାରୁ ସେ ତାହାଙ୍କ ଲୋକମାନଙ୍କ ପାଇଁ କରିଥିବା ନୂଆ ଚୁକ୍ତି ଆରମ୍ଭ ହୁଏ। ଅନେକ ଲୋକଙ୍କର ପାପକୁ କ୍ଷମା କରିଦିଆଯିବା ପାଇଁ ଏ ରକ୍ତ ଦିଆ ଯାଉଛି। 29 ମୁଁ ତୁମ୍ଭମାନଙ୍କୁ ଏ କଥା କହି ରଖୁଛି: ମୋର ପରମପିତାଙ୍କ ରାଜ୍ୟରେ ଆମ୍ଭେ ସମସ୍ତେ ଏକାଠି ନ ହେବା ପର୍ଯ୍ୟନ୍ତ ଓ ନୂଆ ଦ୍ରାକ୍ଷାରସର ଅଂଶୀ ହେବା ପର୍ଯ୍ୟନ୍ତ ମୁଁ ଦ୍ରାକ୍ଷାରସ ପୁଣି ପାନ କରିବି ନାହିଁ। ତା’ପରେ ମୁଁ ତୁମ୍ଭମାନଙ୍କ ସହିତ ଏହାକୁ ପାନ କରିବି।”
30 ଏହା ପରେ ସେମାନେ ନିସ୍ତାରପର୍ବର ପ୍ରାର୍ଥନା ଗୀତ ବୋଲିଲେ ଓ ଜୀତପର୍ବତକୁ ଗ୍ଭଲିଗଲେ।
ଶିଷ୍ୟମାନେ ତାହାଙ୍କୁ ଛାଡ଼ି ଦେବେ ବୋଲି ଯୀଶୁ କହିଲେ(F)
31 ଯୀଶୁ ସେମାନଙ୍କୁ କହିଲେ, “ଆଜି ରାତିରେ ତୁମ୍ଭେମାନେ ମୋ’ ଉପରୁ ବିଶ୍ୱାସ ହରେଇ ବସିବ। ଶାସ୍ତ୍ରମାନଙ୍କରେ ଏ କଥା ଲେଖାଅଛି:
‘ମୁଁ ମେଷପାଳକଙ୍କୁ ମାରି ଦେବି
ଏବଂ ମେଣ୍ଢାମାନେ ଏଣେତେଣେ ପଳେଇବେ।’ (G)
32 କିନ୍ତୁ ମୁଁ ପୁଣି ଥରେ ମୃତ୍ୟୁରୁ ପୁନରୁତ୍ଥିତ ହେବି। ତା’ପରେ ମୁଁ ଗାଲିଲୀକୁ ଗ୍ଭଲିଯିବି। ତୁମ୍ଭେମାନେ ସେଠାକୁ ଯିବା ପୂର୍ବରୁ ମୁଁ ସେଠାକୁ ଯାଇଥିବି।”
33 ପିତର କହିଲେ, “ଅନ୍ୟ ସମସ୍ତ ଶିଷ୍ୟ ଆପଣଙ୍କ ଉପରୁ ବିଶ୍ୱାସ ହରେଇ ପାରନ୍ତି, କିନ୍ତୁ ମୁଁ କେବେ ହେଲେ ମୋର ବିଶ୍ୱାସ ହରାଇବି ନାହିଁ।”
34 ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି। ଆଜି ରାତିରେ ତୁମ୍ଭେ କହିବ ଯେ ମୋତେ ଚିହ୍ନି ନାହଁ। କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ତିନିଥର ଏହିକଥା କହିବ।”
35 ପିତର ଏ କଥା ଶୁଣି କହିଲେ, “ମୁଁ ବରଂ ଆପଣଙ୍କ ସହିତ ମୃତ୍ୟୁ ବରଣ କରିବି, କିନ୍ତୁ କେବେ ହେଲେ ଆପଣଙ୍କୁ ଚିହ୍ନି ନାହିଁ ବୋଲି କହିବି ନାହିଁ।” ପୁଣି ଅନ୍ୟ ସମସ୍ତ ଶିଷ୍ୟମାନେ ସେହି ଏକା କଥା କହିଲେ।
ଯୀଶୁଙ୍କ ଏକାନ୍ତ ପ୍ରାର୍ଥନା(H)
36 ତା’ପରେ ଯୀଶୁ ଶିଷ୍ୟମାନଙ୍କ ସହିତ ଗେଥ୍ଶିମାନୀ ନାମକ ସ୍ଥାନକୁ ଗଲେ। ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ସେଠାରେ ଯାଇ ମୁଁ ପ୍ରାର୍ଥନା କରୁଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଏହିଠାରେ ବସ।” 37 ଯୀଶୁ ପିତର ଓ ଜେବଦୀଙ୍କ ଦୁଇ ପୁଅଙ୍କୁ ସାଙ୍ଗରେ ନେଲେ। ତା’ପରେ ଯୀଶୁ ଦୁଃଖ ଓ ବ୍ୟାକୁଳତା ଅନୁଭବ କଲେ। 38 ଯୀଶୁ ସେମାନଙ୍କୁ କହିଲେ, “ମୋର ହୃଦୟ ଏତେ ଦୁଃଖରେ ଭରି ଯାଇଛି ଯେ, ସତେ ଯେପରି ପ୍ରାଣ ବାହାରି ଯିବା ଉପରେ। ତୁମ୍ଭେମାନେ ମୋ’ ସହିତ ଏଠାରେ ଚେଇଁ କରି ରୁହ ଓ ଅପେକ୍ଷା କର।”
39 ସେମାନଙ୍କ ପାଖରୁ କିଛି ଦୂରକୁ ଗ୍ଭଲିକରି ଯିବାପରେ ଯୀଶୁ ତଳେ ଉବୁଡ଼ ହୋଇ ପଡ଼ିଲେ ଓ ପ୍ରାର୍ଥନା କଲେ, “ହେ ପରମପିତା! ଯଦି ସମ୍ଭବ ହୁଏ, ତେବେ ଯନ୍ତ୍ରଣାର ଏହି ପାତ୍ରଟି ମୋ’ଠାରୁ ଦୂର ହୋଇଯାଉ। କିନ୍ତୁ ମୋ’ ଇଚ୍ଛା ଅନୁସାରେ ନ ହୋଇ ଆପଣଙ୍କ ଇଚ୍ଛା ଅନୁସାରେ କରନ୍ତୁ।” 40 ତା’ପରେ ସେ ଶିଷ୍ୟମାନଙ୍କ ପାଖକୁ ଫେରିଗଲେ। ସେ ଶିଷ୍ୟମାନଙ୍କୁ ଶୋଇଥିବାର ଦେଖିଲେ। ଯୀଶୁ ପିତରଙ୍କୁ କହିଲେ, “ତୁମ୍ଭେମାନେ ମୋ’ ସହିତ ଘଣ୍ଟାଏ ପାଇଁ ମଧ୍ୟ ଜାଗି ରହି ପାରିଲ ନାହିଁ? 41 ତୁମ୍ଭେମାନେ ଜାଗି ରହି ପ୍ରାର୍ଥନା କର ଯେପରି ତୁମ୍ଭେମାନେ ପରୀକ୍ଷାରେ ନ ପଡ଼, ଯାହା ଠିକ୍ ତାହା କରିବାକୁ ତୁମ୍ଭମାନଙ୍କର ଆତ୍ମା ଗ୍ଭହୁଁଛି। କିନ୍ତୁ ତୁମ୍ଭମାନଙ୍କର ଦେହ ଦୁର୍ବଳ।”
42 ପୁଣି ଥରେ ସେ ଗଲେ ଓ ପ୍ରାର୍ଥନା କଲେ, “ହେ ପରମପିତା, ଯଦି ଯନ୍ତ୍ରଣାର ଏ ପାତ୍ର ମୋ’ଠାରୁ ଦୂର ହୋଇ ପାରିବ ନାହିଁ ଏବଂ ଏହାକୁ ମୁଁ ପାନ କରେ, ତେବେ ମୁଁ ପ୍ରାର୍ଥନା କରୁଛି ଯେ, ଆପଣ ଯାହା ଇଚ୍ଛା କରିଛନ୍ତି, ତାହା ହିଁ ହେଉ।”
43 ତା’ପରେ ସେ ଫେରି ଆସି ପୁଣି ଶିଷ୍ୟମାନଙ୍କୁ ଶୋଇଥିବାର ଦେଖିଲେ। ସେମାନଙ୍କ ଆଖି ବହୁତ ଭାରି ହୋଇଯାଇଥିଲା। ସେମାନେ ସେମାନଙ୍କର ଆଖି ଖୋଲି ପାରୁ ନ ଥିଲେ। 44 ଯୀଶୁ ଶିଷ୍ୟମାନଙ୍କୁ ଛାଡ଼ି ପୁଣି ଫେରି ଯାଇ ତୃତୀୟ ଥର ପ୍ରାର୍ଥନା କଲେ। ଏଥର ମଧ୍ୟ ସେ ପୂର୍ବଭଳି ସେହି ଏକା କଥା କହିଲେ।
45 ତା’ପରେ ସେ ଶିଷ୍ୟମାନଙ୍କ ପାଖକୁ ଫେରିଗଲେ ଓ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଏବେ ସୁଦ୍ଧା ଶୋଇଛ ଓ ବିଶ୍ରାମ ନେଉଛ? ଶୁଣ, ସମୟ ଆସି ଗଲାଣି, ଏବେ ପାପୀମାନଙ୍କ ହାତରେ ମନୁଷ୍ୟପୁତ୍ରଙ୍କୁ ସମର୍ପି ଦିଆଯିବ। 46 ଉଠ, ଆମ୍ଭେ ଯିବା। ଦେଖ, ମୋତେ ଶତ୍ରୁମାନଙ୍କ ହାତରେ ଯେଉଁ ଲୋକଟି ଦେଇଦେବ, ସେ ଏଠାକୁ ଆସୁଛି।”
ଯୀଶୁ ବନ୍ଦୀ ହେଲେ(I)
47 ଯୀଶୁ ଏହି କଥା କହୁଥିବା ସମୟରେ ଯିହୂଦା ସେଠାକୁ ଆସିଲା। ସେ ଯୀଶୁଙ୍କର ବାରଜଣ ଶିଷ୍ୟଙ୍କ ମଧ୍ୟରୁ ଜଣେ ଥିଲା। ଯିହୂଦାଙ୍କ ସହିତ ମଧ୍ୟ ଅନେକ ଲୋକ ଥିଲେ। ଯିହୂଦା ଓ ସେହି ଲୋକମାନେ ଖଣ୍ଡା ଓ ଠେଙ୍ଗା ଧରିଥିଲେ। ସେମାନଙ୍କୁ ପ୍ରଧାନଯାଜକ ଓ ପ୍ରାଚୀନମାନେ ପଠାଇଥିଲେ। 48 ଯିହୂଦା ଲୋକମାନଙ୍କୁ ଯୀଶୁ କିଏ ବୋଲି ଚିହ୍ନେଇ ଦେବା ପାଇଁ ଗୋଟିଏ ସଙ୍କେତ ବତେଇ ଦେଲେ। ସେ କହିଲେ, “ମୁଁ ଯାହାକୁ ଚୁମ୍ବନ କରିବି, ସେ ସେହି ଲୋକ। ତାକୁ ବନ୍ଦୀ କରିବ।” 49 ତା’ପରେ ଯିହୂଦା ଯୀଶୁଙ୍କ ପାଖରେ ପହଞ୍ଚି ତାହାଙ୍କୁ କହିଲେ, “ହେ ଗୁରୁ, ନମସ୍କାର” ତା’ପରେ ସେ ଯୀଶୁଙ୍କୁ ଚୁମ୍ବନ ଦେଲେ।
50 ଯୀଶୁ କହିଲେ, “ବନ୍ଧୁ ତୁମ୍ଭେ ଯେଉଁ କାମରେ ଆସିଛ, ତାହା କର!”
ତା’ପରେ ଯିହୂଦାଙ୍କ ସହିତ ଆସିଥିବା ଲୋକମାନେ ସେଠାରେ ପହଞ୍ଚି ଯାଇ ଯୀଶୁଙ୍କୁ ବନ୍ଦୀ କରି ନେଲେ। 51 ଯେଉଁ ଲୋକମାନେ ଯୀଶୁଙ୍କ ସହିତ ଥିଲେ, ସେମାନଙ୍କ ଭିତରୁ ଜଣେ ଶିଷ୍ୟ ତା’ର ଖଣ୍ଡା ବାହାର କରି ମହାଯାଜକଙ୍କ ଗ୍ଭକରକୁ ସେଥିରେ ଆଘାତ କଲା, ଫଳରେ ଗ୍ଭକରର କାନ କଟିଗଲା।
52 ଯୀଶୁ ସେହି ଲୋକକୁ କହିଲେ, “ତୁମ୍ଭ ଖଣ୍ଡାକୁ ଖୋଳ ଭିତରେ ରଖ। ଯେଉଁ ଲୋକମାନେ ଖଣ୍ଡା ବ୍ୟବହାର କରନ୍ତି. ସେମାନଙ୍କୁ ଖଣ୍ଡା ଦ୍ୱାରା ହତ୍ୟା କରା ଯାଇଥାଏ। 53 ତୁମ୍ଭେ କ’ଣ ଜାଣି ନାହଁ ଯେ ମୁଁ ମୋର ପରମପିତାଙ୍କୁ ମାଗିଲେ ସେ ସଙ୍ଗେ ସଙ୍ଗେ ମୋତେ ବାରଟି ସେନାବାହିନୀରୁ ଅଧିକ ଯୋଗେଇବେ। 54 କିନ୍ତୁ ମୁଁ ତା’ କଲେ ଧର୍ମଶାସ୍ତ୍ର କିପରି ସମ୍ପୂର୍ଣ୍ଣ ହେବ? ସବୁକଥା ଏହିଭଳି ଭାବରେ ଘଟିବ ବୋଲି ଶାସ୍ତ୍ରରେ ଲେଖା ଅଛି।”
55 ତା’ପରେ ଯୀଶୁ ଲୋକମାନଙ୍କୁ କହିଲେ, “ତୁମ୍ଭେସବୁ ଖଣ୍ଡା ଓ ଠେଙ୍ଗା ନେଇ ମୋତେ ବନ୍ଦୀ କରିବା ପାଇଁ ଏପରି ଭାବରେ ଆସିଛ, ସତେ ଯେପରି ମୁଁ ଗୋଟିଏ ଅପରାଧୀ। ମୁଁ ସବୁଦିନ ମନ୍ଦିର ପରିସରରେ ବସି ଲୋକମାନଙ୍କୁ ଉପଦେଶ ଦେଉଥିଲି। ସେତେବେଳେ ତୁମ୍ଭେ ମୋତେ ବନ୍ଦୀ କରିଲ ନାହିଁ। 56 କିନ୍ତୁ ଭବିଷ୍ୟଦ୍ବକ୍ତାମାନେ ଯେଉଁଭଳି ଲେଖିଥିଲେ, ସେହିଭଳି ହେବା ପାଇଁ ଏହିସବୁ କଥା ଘଟିଲା,” ତା’ପରେ ସମସ୍ତ ଶିଷ୍ୟମାନେ ଯୀଶୁଙ୍କୁ ଛାଡ଼ି ପଳାଇଗଲେ।
ଯିହୂଦୀନେତାମାନଙ୍କ ସମ୍ମୁଖରେ ଯୀଶୁଙ୍କୁ ହାଜର କରାଗଲା(J)
57 ଯେଉଁ ଲୋକମାନେ ଯୀଶୁଙ୍କୁ ବନ୍ଦୀ କରି ନେଇଥିଲେ, ସେମାନେ ତାହାଙ୍କୁ ମହାଯାଜକ କୟାଫାଙ୍କ ଘରକୁ ନେଇଗଲେ। ସେଠାରେ ଧର୍ମଶାସ୍ତ୍ରୀ ଓ ପ୍ରାଚୀନ ନେତାମାନେ ଏକାଠି ଜମା ହୋଇଥିଲେ। 58 ପିତର ଅଳ୍ପ ଦୂରରେ ରହି ମହାଯାଜକଙ୍କ ଅଗଣା ପର୍ଯ୍ୟନ୍ତ ଯୀଶୁଙ୍କ ପଛେ ପଛେ ଗଲେ। ଯୀଶୁଙ୍କର ପରିଣାମ କ’ଣ ହେବ, ତାହା ଦେଖିବା ପାଇଁ ସେ ଭିତରକୁ ଯାଇ ପ୍ରହରୀମାନଙ୍କ ମଧ୍ୟରେ ବସିପଡ଼ିଲେ।
59 ଯୀଶୁଙ୍କୁ ଯେପରି ମୃତ୍ୟୁଦଣ୍ଡ ଦେଇ ପାରିବେ, ସେଥିପାଇଁ ପ୍ରଧାନଯାଜକ ଓ ସମ୍ପୂର୍ଣ୍ଣ ଯିହୂଦୀ ମହାସଭା ଯୀଶୁଙ୍କ ବିରୁଦ୍ଧରେ କିଛି ମିଛ ଅଭିଯୋଗ ଖୋଜି ବାହାର କରିବାକୁ ଚେଷ୍ଟା କଲେ। 60 କିନ୍ତୁ ଯଦିଓ ଅନେକ ମିଛ ସାକ୍ଷୀ ଆଗକୁ ଆସି ମିଛରେ ସାକ୍ଷ୍ୟ ଦେଲେ, ତଥାପି ମହାସଭା ଯୀଶୁଙ୍କୁ ମୃତ୍ୟୁଦଣ୍ଡ ଦେବା ପାଇଁ ପ୍ରକୃତ କାରଣ ପାଇ ପାରିଲା ନାହିଁ। ଶେଷରେ ଦୁଇଜଣ ଲୋକ ଆଗରୁ ବାହାରି ଆସି କହିଲେ, 61 “ଏହି ଲୋକ କହିଛନ୍ତି, ‘ମୁଁ ପରମେଶ୍ୱରଙ୍କ ମନ୍ଦିର ଧ୍ୱଂସ କରିପାରେ ଓ ପୁଣି ଏହାକୁ ତିନି ଦିନ ମଧ୍ୟରେ ତିଆରି କରି ଦେଇପାରେ।’”
62 ତା’ପରେ ମହାଯାଜକ ଠିଆ ହେଲେ ଓ ଯୀଶୁଙ୍କୁ ପଗ୍ଭରିଲେ, “ଏ ଲୋକମାନେ ତୁମ୍ଭ ବିରୁଦ୍ଧରେ ଯାହା ଅଭିଯୋଗ କଲେ ତା’ର ତୁମ୍ଭେ କିଛି ଉତ୍ତର ଦେବ କି? ଏ ଲୋକମାନେ କ’ଣ ସତ୍ୟ କହୁଛନ୍ତି?” 63 ଯୀଶୁ କିନ୍ତୁ ଚୁପ୍ ରହିଲେ।
ପୁଣି ଥରେ ମହାଯାଜକ ତାହାଙ୍କୁ ପଗ୍ଭରିଲେ, “ମୁଁ ତୁମ୍ଭକୁ ଜୀବିତ ପରମେଶ୍ୱରଙ୍କ ନାମରେ ଶପଥ କରାଉଛି, ତୁମ୍ଭେ ଆମ୍ଭକୁ କୁହ, ତୁମ୍ଭେ କ’ଣ ଖ୍ରୀଷ୍ଟ, ପରମେଶ୍ୱରଙ୍କ ପୁତ୍ର?”
64 ଯୀଶୁ କହିଲେ, “ହଁ, ମୁଁ ପରମେଶ୍ୱରଙ୍କ ପୁତ୍ର ଖ୍ରୀଷ୍ଟ। କିନ୍ତୁ ମୁଁ ତୁମ୍ଭକୁ କହି ରଖୁଛି ଯେ, ତୁମ୍ଭେ ଭବିଷ୍ୟତରେ ମନୁଷ୍ୟପୁତ୍ରଙ୍କୁ ସେହି ସର୍ବଶକ୍ତିମାନ ପରମେଶ୍ୱରଙ୍କ ଡାହାଣ ପଟେ ବସିଥିବାର ଓ ଆକାଶର ମେଘମାଳାରେ ଆସୁଥିବାର ଦେଖିବ।”
65 ମହାଯାଜକ ଏ କଥା ଶୁଣି ବହୁତ ରାଗିଗଲେ ଓ ସେ ତାହାଙ୍କ ନିଜ ପୋଷାକ ଚିରି ପକେଇଲେ ଓ ସେ କହିଲେ, “ଏ ଯେଉଁସବୁ କଥା କହିଲେ, ତା’ ଦ୍ୱାରା ପରମେଶ୍ୱରଙ୍କର ନିନ୍ଦା ହୋଇଛି। ଆମ୍ଭର ଆଉ କୌଣସି ସାକ୍ଷୀ ଦରକାର ନାହିଁ। ତୁମ୍ଭେମାନେ ପରମେଶ୍ୱରଙ୍କର ନିନ୍ଦା ଶୁଣିଛ। ତୁମ୍ଭେମାନେ ତେବେ କ’ଣ ଭାବୁଛ?” 66 ସେମାନେ କହିଲେ,
“ସେ ଅପରାଧୀ, ତାହାଙ୍କର ମୃତ୍ୟୁ ହେବା ଉଚିତ୍।”
67 ତା’ପରେ ସେଠାରେ ଥିବା ଲୋକମାନେ ଯୀଶୁଙ୍କ ମୁହଁ ଉପରେ ଛେପ ପକାଇଲେ, ବିଧା ମାରିଲେ। କେତେକ ଲୋକ ଗ୍ଭପୁଡ଼ା ମାରିଲେ। 68 ସେମାନେ କହିଲେ, “ହେ ଖ୍ରୀଷ୍ଟ! ତୁମ୍ଭେ ଯଦି ଜଣେ ଭବିଷ୍ୟଦ୍ବକ୍ତା ତେବେ କୁହ, ତୁମ୍ଭକୁ କିଏ ମାରିଲା?”
ଯୀଶୁଙ୍କୁ ଜାଣନ୍ତି ବୋଲି ସ୍ୱୀକାର କରିବାକୁ ପିତର ଭୟ କଲେ(K)
69 ସେହି ସମୟରେ ପିତର ପ୍ରାଙ୍ଗଣ ମଧ୍ୟରେ ବସିଥିଲେ, ଜଣେ ଦାସୀ ପିତରଙ୍କ ପାଖକୁ ଆସିଲା। ସେ କହିଲା, “ତୁମ୍ଭେ ମଧ୍ୟ ଗାଲିଲୀର ଯୀଶୁଙ୍କ ସହିତ ଥିଲ।”
70 କିନ୍ତୁ ପିତର ଏ କଥା ସମସ୍ତଙ୍କ ଆଗରେ ଅସ୍ୱୀକାର କଲେ। ସେ କହିଲେ, “ତୁମ୍ଭେ କେଉଁ ବିଷୟରେ କହୁଛ ତାହା ମୁଁ ଜାଣେ ନାହିଁ।”
71 ତା’ପରେ ସେ ଅଗଣାରୁ ବାହାରି ଆସିଲେ। ଫାଟକ ପାଖରେ ଆଉଜଣେ ଦାସୀ ତାହାଙ୍କୁ ଦେଖି ପକାଇ ସେଠାରେ ଥିବା ସମସ୍ତ ଲୋକଙ୍କୁ କହିଲା, “ଏ ଲୋକ ନାଜରିତୀୟ ଯୀଶୁଙ୍କ ସହିତ ଥିଲା।”
72 ପୁଣି ଥରେ ପିତର ଅସ୍ୱୀକାର କରିଦେଲେ। ସେ କହିଲେ, “ମୁଁ ପରମେଶ୍ୱରଙ୍କ ନାମରେ ପ୍ରତିଜ୍ଞା କରି କହୁଛି ଯେ ମୁଁ ସେ ଲୋକକୁ ଜାଣେ ନାହିଁ।”
73 କିଛି ସମୟ ପରେ ସେଠାରେ ଠିଆ ହୋଇଥିବା ଲୋକମାନେ ପିତରଙ୍କ ପାଖକୁ ଆସି ତାହାଙ୍କୁ କହିଲେ, “ଆମ୍ଭେ ଜାଣୁ ତୁମ୍ଭେ ନିଶ୍ଚୟ ତାହାଙ୍କର ଶିଷ୍ୟମାନଙ୍କ ମଧ୍ୟରୁ ଜଣେ। ଏ କଥା ତୁମ୍ଭ କହିବା ଢଙ୍ଗରୁ ଜଣା ପଡ଼ୁଛି।”
74 ପିତର ନିଜକୁ ଧିକ୍କାର କରି ରାଣ ପକାଇ କହିଲେ, “ମୁଁ ସେ ଲୋକଙ୍କୁ ଜାଣେ ନାହିଁ।” ସେତିକିବେଳେ କୁକୁଡ଼ା ଡାକିଲା। 75 ଏବେ ପିତରଙ୍କର, ଯୀଶୁ କହିଥିବା କଥା ମନେ ପଡ଼ିଲା। ଯୀଶୁ କହିଥିଲେ, “କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ଜାଣି ନାହଁ ବୋଲି ତିନିଥର ଅସ୍ୱୀକାର କରିବ।” ପିତର ବାହାରକୁ ବାହାରିଯାଇ ବ୍ୟାକୁଳ ହୋଇ କାନ୍ଦିବାକୁ ଲାଗିଲେ।
ଯିହୁଦୀମାନଙ୍କୁ ଧ୍ୱଂସ କରିବା ପାଇଁ ହାମନ୍ର ଯୋଜନା ଥିଲା
3 ଏହିସବୁ ଘଟଣା ପରେ ଅକ୍ଷଶ୍ୱେରଶ ରାଜା ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍କୁ ଉନ୍ନତ କରି ଉଚ୍ଚ ପଦାନ୍ୱିତ କଲା। ଆଉ ତାହାର ସଙ୍ଗେ ସମସ୍ତ ଅଧିପତିର ଆସନ ଅପେକ୍ଷା ତାକୁ ଶ୍ରେଷ୍ଠ ଆସନ ଦେଲା। 2 ତହିଁରେ ରାଜାର ଯେତେ ଦାସ ରାଜଦ୍ୱାରରେ ଥିଲେ, ସେ ସମସ୍ତେ ନତ ହୋଇ ହାମନ୍କୁ ପ୍ରଣାମ କଲେ। କାରଣ ରାଜା ତାହା ବିଷୟରେ ସେହିପରି ଆଜ୍ଞା ଦେଇଥିଲେ। ମାତ୍ର ମର୍ଦ୍ଦଖୟ ନତ ହେଲା ନାହିଁ କି ତାହାକୁ ପ୍ରଣାମ କଲା ନାହିଁ। 3 ଏଣୁ ରାଜଦ୍ୱାର-ବର୍ତ୍ତୀ ରାଜାର ଦାସଗଣ ମର୍ଦ୍ଦଖୟକୁ କହିଲେ, “ତୁମ୍ଭେ କାହିଁକି ରାଜାଜ୍ଞା ଲଙ୍ଘନ କରୁଅଛ?”
4 ଏହିପରି ସେମାନେ ପ୍ରତ୍ୟେକ ଦିନ କହିଲେ। ତଥାପି ସେ ସେମାନଙ୍କର କଥା ଶୁଣିଲା ନାହିଁ। ଏଣୁ ଏହି ମର୍ଦ୍ଦଖୟର କଥା ରହିବ କି ନାହିଁ, ଏହା ଜାଣିବା ଇଚ୍ଛାରେ ସେମାନେ ହାମନ୍କୁ ତାହା ଜଣାଇଲେ। କାରଣ ମର୍ଦ୍ଦଖୟ ଯେକି ଯିହୁଦୀୟ ଲୋକ, ଏହା ସେ ସେମାନଙ୍କୁ କହିଥିଲା। 5 ଯେତେବେଳେ ହାମନ୍ ଦେଖିଲା ମର୍ଦ୍ଦଖୟ ନତ ହେଲା ନାହିଁ, କି ତାହାକୁ ପ୍ରଣାମ କଲା ନାହିଁ। ସେତେବେଳେ ସେ ଅତି କ୍ରୋଧାନ୍ନିତ ହେଲା। 6 ମାତ୍ର ସେ କେବଳ ମର୍ଦ୍ଦଖୟ ଉପରେ ହସ୍ତକ୍ଷେପ କରିବାକୁ ଲଘୁ ମଣିଲା। କାରଣ ସେମାନେ ତାହାକୁ ମର୍ଦ୍ଦଖୟର ବଂଶୀୟ ଲୋକଙ୍କ କଥା ଜଣାଇଲେ। ତେଣୁ ହାମନ୍ ଅକ୍ଷଶ୍ୱେରଶର ସମୁଦାୟ ରାଜ୍ୟରେ ସମସ୍ତ ଯିହୁଦୀୟଙ୍କୁ ଅର୍ଥାତ୍ ମର୍ଦ୍ଦଖୟର ଲୋକଙ୍କୁ ବିନାଶ କରିବାକୁ ଚେଷ୍ଟା କଲା।
7 ରାଜା ଅକ୍ଷଶ୍ୱେରଶ ଦ୍ୱାଦଶ ବର୍ଷର ପ୍ରଥମ ମାସଟି, ଯାହାକି “ନୀଷନ୍” ବୋଲି ପରିଚିତ, ସେମାନେ ଆଖିବୁଜି ଦ୍ୱାଦଶ ମାସକୁ ମନୋନୀତ କଲେ, ଏହା ଅଦର ଯିହୁଦୀମାନଙ୍କୁ ଧ୍ୱଂସ କରିବା ବୋଲି ଜଣାଯାଏ। 8 ଏହା ପରେ ହାମନ୍ ଅକ୍ଷଶ୍ୱେରଶ ରାଜାକୁ କହିଲା, “ଆପଣଙ୍କ ରାଜ୍ୟର ସମସ୍ତ ପ୍ରଦେଶସ୍ଥ ଲୋକଙ୍କ ମଧ୍ୟରେ ଛିନ୍ନଭିନ୍ନ ଓ ପୃଥକ କୃତ ଏକ ଦେଶୀୟ ଲୋକ ଅଛନ୍ତି। ଅନ୍ୟ ସକଳ ଲୋକଙ୍କର ବ୍ୟବସ୍ଥାଠାରୁ ସେମାନଙ୍କ ବ୍ୟବସ୍ଥା ଭିନ୍ନ ସେମାନେ ମଧ୍ୟ ମହାରାଜାଙ୍କ ବ୍ୟବସ୍ଥା ମାନନ୍ତି ନାହିଁ। ଏଣୁ ସେମାନଙ୍କ ବ୍ୟବହାର ସହ୍ୟ କରିବା ମହାରାଜାଙ୍କର ଉଚିତ୍ ନୁହେଁ।
9 “ମହାରାଜ ସନ୍ତୁଷ୍ଟ ହେଲେ ସେମାନଙ୍କୁ ବିନାଶ କରିବା ପାଇଁ ପତ୍ର ଲେଖାଯାଉ। ତହିଁରେ ମୁଁ ରାଜକାର୍ଯ୍ୟରେ ନିଯୁକ୍ତ ଲୋକଙ୍କ ହସ୍ତରେ ରାଜଭଣ୍ତାରକୁ ଆଣିବା ପାଇଁ ଦଶହଜାର ତାଳନ୍ତ ରୂପା ଦେବି।”
10 ଏଥିରେ ରାଜା ଆପଣା ହସ୍ତରୁ ଅଙ୍ଗୁରୀୟ କାଢ଼ି ଯିହୁଦୀୟମାନଙ୍କର ବୈରି ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍କୁ ଦେଲା। 11 ପୁଣି ରାଜା ହାମନ୍କୁ କହିଲା, “ସେହି ରୂପା ଓ ସେହି ଦେଶୀୟ ଲୋକ ତୁମ୍ଭକୁ ଦିଆଗଲା। ସେମାନଙ୍କ ପ୍ରତି ଯାହା ତୁମ୍ଭର ଇଚ୍ଛା, ତାହା କର।”
12 ଏଣୁ ପ୍ରଥମ ମାସର ତ୍ରୟୋଦଶ ଦିନରେ ରାଜାର ଲେଖକମାନେ ଆହୁତ ହୁଅନ୍ତେ, ହାମନ୍ର ସମସ୍ତ ଆଜ୍ଞାନୁସାରେ ପ୍ରତ୍ୟେକ ପ୍ରଦେଶସ୍ଥ ରାଜ ପ୍ରତିନିଧିଗଣ ଓ ଅଧିପତିଗଣ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଭାଷାନୁସାରେ ପତ୍ର ଲିଖିତ ହେଲା। ତାହା ଅକ୍ଷଶ୍ୱେରଶ ରାଜାର ନାମରେ ଲିଖିତ ଓ ରାଜାର ଅଙ୍ଗୁରୀୟରେ ମୁଦ୍ରାଙ୍କିତ ହେଲା।
13 ସମସ୍ତ ଯିହୁଦୀୟ ଆବାଳ, ବୃଦ୍ଧବନିତାଙ୍କୁ ବଧ କରିବା ପାଇଁ, ତଣ୍ଟି କାଟିବା ପାଇଁ, ଧ୍ୱଂସ କରିବା ପାଇଁ ଏବଂ ସେମାନଙ୍କର ଦ୍ରବ୍ୟଗୁଡ଼ିକ ଲୁଣ୍ଠନ କରିବା ପାଇଁ ଲୋକମାନଙ୍କୁ ଅନୁମତି ପ୍ରଦାନ କରି, ରାଜା ସମସ୍ତ ପ୍ରଦେଶକୁ ପତ୍ରବାହକମାନଙ୍କ ଦ୍ୱାରା ପତ୍ର ପଠାଇଲେ। ଏହା ମାତ୍ର ଗୋଟିଏ ଦିନରେ କରାଯିବାର ଥିଲା, ତାହା ଦ୍ୱାଦଶ ମାସର ତ୍ରୟୋଦଶ ଦିନ ଯାହା ଅଦର ମାସ କୁହାଯାଏ।
14 ପୁଣି ସେହି ଦିନ ନିମନ୍ତେ ସମସ୍ତ ଲୋକ ଯେମିତି ପ୍ରସ୍ତୁତ ହୁଅନ୍ତି ଏଥିପାଇଁ ପ୍ରତ୍ୟେକ ପ୍ରଦେଶରେ ଆଜ୍ଞା ପ୍ରଗ୍ଭର କରିବାକୁ ଓ ଯାବତୀୟ ଲୋକଙ୍କୁ ଜଣାଇବାକୁ ସେହି ଲିଖନର ପ୍ରତିଲିପି ଦିଆଗଲା। 15 ଆଉ ଧାବକଗଣ ରାଜାଜ୍ଞା ପାଇ ଶୀଘ୍ର ବାହାରି ଗଲେ, ପୁଣି ସେହି ଆଜ୍ଞା ଶୂଶନ୍ ରାଜଧାନୀରେ ପ୍ରକାଶିତ ହେଲା, ତହୁଁ ରାଜା ଓ ହାମନ୍ ପାନ କରିବାକୁ ବସିଲେ, ମାତ୍ର ଶୂଶନ ନଗର ଉଦ୍ବିଗ୍ନ ହେଲା।
ରାଜା ଆଗ୍ରିପ୍ପାଙ୍କ ସମ୍ମୁଖରେ ପାଉଲ
26 ଆଗ୍ରିପ୍ପା ପାଉଲଙ୍କୁ କହିଲେ, “ତୁମ୍ଭକୁ ନିଜ ସପକ୍ଷରେ କହିବା ପାଇଁ ଅନୁମତି ଦିଆଗଲା।” ତା’ପରେ ପାଉଲ ନିଜ ହାତ ପ୍ରସାରିତ କରି ନିଜ ପକ୍ଷରେ କହିବାକୁ ଲାଗିଲେ। 2 ହେ ରାଜା ଆଗ୍ରିପ୍ପା, “ମୁଁ ନିଜକୁ ଭାଗ୍ୟବାନ୍ ମନେ କରୁଛି, କାରଣ ମୁଁ ଆଜି ଆପଣଙ୍କ ସମ୍ମୁଖରେ ଯିହୂଦୀମାନଙ୍କ ଦ୍ୱାରା ଅଭିଯୋଗ ବିରୁଦ୍ଧରେ ମୋ’ ପକ୍ଷରେ ଉତ୍ତର ଦେବା ପାଇଁ ସମର୍ଥ ହୋଇପାରିଛି। 3 ଏ କଥା ସତ୍ୟ ଯେ, ଆପଣ ଯିହୂଦୀୟ ପରମ୍ପରା ଓ ସେମାନେ ଯୁକ୍ତି କରୁଥିବା ବିଷୟରେ ଉତ୍ତମ ଜ୍ଞାନ ରଖିଛନ୍ତି। ତେଣୁ ମୋର କଥା ଧୈର୍ଯ୍ୟ ସହକାରେ ଶୁଣିବା ପାଇଁ ମୁଁ ଆପଣଙ୍କୁ ଅନୁରୋଧ କରୁଛି।
4 “ସମସ୍ତ ଯିହୂଦୀୟମାନେ ମୋର ସମ୍ପୂର୍ଣ୍ଣ ଜୀବନ ବିଷୟରେ ଜାଣନ୍ତି। ମୁଁ ପିଲାଦିନରୁ ନିଜ ଦେଶରେ ଓ ପରେ ଯିରୁଶାଲମରେ କିପରି ବାସ କରିଥିଲି, ତାହା ସେମାନେ ଜାଣନ୍ତି। 5 ସେମାନେ ମୋତେ ବହୁତ ଦିନରୁ ଜାଣନ୍ତି। ସେମାନେ ଯଦି ଗ୍ଭହାନ୍ତି ତେବେ ସାକ୍ଷ୍ୟ ଦେଇ ପାରନ୍ତି ଯେ, ମୁଁ ଜଣେ ଉତ୍ତମ ଫାରୂଶୀ ଥିଲି। ଯିହୂଦୀୟ ଧର୍ମ ବ୍ୟବସ୍ଥାକୁ ଫାରୂଶୀମାନେ ଅନ୍ୟ କୌଣସି ଯିହୂଦୀୟ ଦଳର ଲୋକଙ୍କ ଅପେକ୍ଷା ଅଧିକ ଦୃଢ଼ ଭାବରେ ମାନନ୍ତି। 6 ଆମ୍ଭମାନଙ୍କ ପୂର୍ବପୁରୁଷଙ୍କ ନିକଟରେ ପରମେଶ୍ୱର ଯେଉଁ ପ୍ରତିଜ୍ଞା କରିଥିଲେ, ସେହି ପ୍ରତିଜ୍ଞା ଉପରେ ନିର୍ଭର କରିଥିବାରୁ ମୋର ଆଜି ବିଗ୍ଭର ହେଉଛି। 7 ଯେଉଁ ପ୍ରତିଜ୍ଞାକୁ ଇସ୍ରାଏଲର ବାରଟି ଗୋଷ୍ଠୀ ମଧ୍ୟ ଗ୍ରହଣ କରିବାକୁ ଆଶା କରନ୍ତି, ଓ ଏହାରି ଉପରେ ନିର୍ଭର କରି ଦିନରାତି ପରମେଶ୍ୱରଙ୍କୁ ପୂଜା କରନ୍ତି, ମୁଁ ମଧ୍ୟ ସେହି ପ୍ରତିଜ୍ଞା ଗ୍ରହଣ କରିବା ପାଇଁ ଆଶା କରିଛି। ହେ ରାଜା! ସେହି ପ୍ରତିଜ୍ଞା ଉପରେ ମୋର ଆଶା ଓ ବିଶ୍ୱାସ ଥିବାରୁ ଯିହୂଦୀମାନେ ମୋ’ ବିରୁଦ୍ଧରେ ଅଭିଯୋଗ କରୁଛନ୍ତି। 8 ପରମେଶ୍ୱର ଯେ ଲୋକମାନଙ୍କୁ ମୃତ୍ୟୁରୁ ପୁନରୁତ୍ଥିତ କରି ପାରିବେ, ଏ କଥା ଆପଣମାନେ କାହିଁକି ଅସମ୍ଭବ ବୋଲି ଭାବୁଛନ୍ତି?
9 “ମୁଁ ଯେତେବେଳେ ଫାରୂଶୀ ଥିଲି, ସେତେବେଳେ ମୁଁ ମଧ୍ୟ ନାଜରିତୀୟ ଯୀଶୁଙ୍କ ବିରୁଦ୍ଧରେ ଅନେକ କାର୍ଯ୍ୟ କରିବି ବୋଲି ଭାବୁଥିଲି। 10 ଏ ଭଳି କରୁଥିବା ବେଳେ ମୁଁ ଯିରୁଶାଲମରେ ପରମେଶ୍ୱରଙ୍କର ଅନେକ ଲୋକଙ୍କୁ ବନ୍ଦୀ କରି କାରାଗାରରେ ରଖିଥିଲି। ଯୀଶୁଙ୍କ ଅନୁସରଣକାରୀଙ୍କୁ ଯେତେବେଳେ ମୃତ୍ୟୁଦଣ୍ଡ ଦିଆଯାଉଥିଲା, ସେତେବେଳେ ମୁଁ ମଧ୍ୟ ଏହା ଠିକ୍ ବୋଲି ଭାବି ସେଥିରେ ପୂର୍ଣ୍ଣ ସମ୍ମତ ହୋଇଥିଲି। ମୁଁ ପରମେଶ୍ୱରଙ୍କର ଅନେକ ଲୋକମାନଙ୍କୁ ଧରି ଆଣି କାରାଗାରରେ ବନ୍ଦୀ କରି ରଖୁଥିଲି, କାରଣ ଏପରି କରିବା ନିମନ୍ତେ ମୁଁ ମହାଯାଜକମାନଙ୍କଠାରୁ କ୍ଷମତା ପାଇଥିଲି। ମୁଁ ସେମାନଙ୍କୁ ସମାଜଗୃହ ସବୁରେ ଦଣ୍ତ ଦେଇଥିଲି। 11 ମୁଁ ସେମାନଙ୍କୁ ଖ୍ରୀଷ୍ଟଙ୍କ ବିରୁଦ୍ଧରେ କହିବା ପାଇଁ ବାଧ୍ୟ କରିଥିଲି। ମୁଁ ସେମାନଙ୍କ ବିରୁଦ୍ଧରେ ଏତେ ଭୀଷଣ ଭାବରେ ରାଗି ଯାଇଥିଲି ଯେ ସେମାନଙ୍କୁ ଅତ୍ୟାଗ୍ଭର କରିବା ପାଇଁ ବିଦେଶୀ ନଗର ଗୁଡ଼ିକୁ ମଧ୍ୟ ଯାଇଥିଲି।
ଯୀଶୁଙ୍କୁ ଦେଖିଥିବା ବିଷୟରେ ପାଉଲଙ୍କ ବର୍ଣ୍ଣନା
12 “ଥରେ ମୁଖ୍ୟ ଯାଜକମାନେ ମୋତେ ଦମ୍ମେସକ ନଗରକୁ ଯିବା ପାଇଁ ଅନୁମତି ଓ କ୍ଷମତା ଦେଲେ। 13 ମୁଁ ଦମ୍ମେସକକୁ ଯାଉଥିଲି। ସେତେବେଳେ ଖରାବେଳ ହୋଇଥିଲା। ହଠାତ୍ ମୁଁ ଆକାଶରେ ଗୋଟିଏ ଆଲୋକ ଦେଖିଲି। ସେହି ଆଲୋକ ସୂର୍ଯ୍ୟଙ୍କଠାରୁ ମଧ୍ୟ ଆହୁରି ଉଜ୍ଜ୍ୱଳ ଥିଲା। ତାହା ମୋର ଓ ମୋ’ ସହିତ ଯାଉଥିବା ଲୋକଙ୍କ ଗ୍ଭରିପଟେ ଝଲକୁ ଥିଲା। 14 ଆମେ ସମସ୍ତେ ତଳେ ପଡ଼ିଗଲୁ। ସେତେବେଳେ ମୁଁ ଏବ୍ରୀ ଭାଷାରେ ଗୋଟିଏ ସ୍ୱର ମୋତେ କହୁଥିବାର ଶୁଣିଲି, ‘ଶାଉଲ, ଶାଉଲ, ତୁମ୍ଭେ ମୋତେ କାହିଁକି ତାଡ଼ନା ଦେଉଛ? କଣ୍ଟାମୁନରେ ଗୋଇଠା ମାରିବା ତୁମ୍ଭପାଇଁ ଅସମ୍ଭବ ଅଟେ।’
15 “ମୁଁ ପଗ୍ଭରିଲି, ‘ପ୍ରଭୁ, ଆପଣ କିଏ?’
“ସେ କହିଲେ, ‘ମୁଁ ସେହି ଯୀଶୁ, ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଛ।’ 16 ତୁମ୍ଭେ ଏବେ ଠିଆହୁଅ। ମୁଁ ତୁମ୍ଭକୁ ଜଣେ ସେବକରୂପେ ନିଯୁକ୍ତ କରିବା ପାଇଁ ତୁମ୍ଭ ନିକଟରେ ଦେଖା ଦେଇଅଛି। ତୁମ୍ଭେ ମୋ’ ବିଷୟରେ ଯାହା ଦେଖିଲ, ଓ ଯାହା ମୁଁ ତୁମ୍ଭକୁ ଦେଖାଇବି, ତୁମ୍ଭେ ତା’ର ସାକ୍ଷୀହେବ। 17 ମୁଁ ତୁମ୍ଭକୁ ତୁମ୍ଭ ନିଜ ଓ ଅନ୍ୟ ଦେଶର ଲୋକମାନଙ୍କଠାରୁ ରକ୍ଷା କରିବି। ସେମାନଙ୍କର ଆଖି ଖୋଲି ଦେବା ପାଇଁ ମୁଁ ତୁମ୍ଭକୁ ପଠାଉଛି। 18 ତୁମ୍ଭେ ସେହି ଲୋକମାନଙ୍କୁ ସତ୍ୟ ପଥ ଦେଖାଇବ ଓ ସେମାନଙ୍କୁ ଅନ୍ଧକାରରୁ ଆଲୋକକୁ ଆଣିବ। ତୁମ୍ଭେ ସେମାନଙ୍କୁ ଶୟତାନର ଶକ୍ତି ନିକଟରୁ ଦୂରେଇ ନେଇ ପରମେଶ୍ୱରଙ୍କ ପାଖକୁ ଆଣିବ। ତେବେ ସେମାନଙ୍କର ପାପକୁ କ୍ଷମା କରାଯିବ। ଯେଉଁମାନେ ମୋତେ ବିଶ୍ୱାସ କରି ପବିତ୍ର ହୋଇଛନ୍ତି ସେମାନଙ୍କ ମଧ୍ୟରେ ସେମାନେ ସ୍ଥାନ ପାଇବେ।’”
ପାଉଲଙ୍କ ନିଜ କାର୍ଯ୍ୟ ବିଷୟରେ କହିବା
19 ପାଉଲ କହିଲେ, “ହେ ମହାରାଜା ଆଗ୍ରିପ୍ପା, ମୁଁ ସେହି ସ୍ୱର୍ଗୀୟ ଦର୍ଶନର ବାଧ୍ୟ ହେଲି। 20 ମୁଁ ପ୍ରଥମେ ଦମ୍ମେସକ ନଗରରେ, ପରେ ଯିରୁଶାଲମରେ ସମଗ୍ର ଯିହୂଦା ଓ ଅଣଯିହୂଦୀ ଦେଶମାନଙ୍କରେ ମଧ୍ୟ ପ୍ରଗ୍ଭର କଲି। ମୁଁ ସେମାନଙ୍କୁ ଅନୁତାପ କରି ପରମେଶ୍ୱରଙ୍କ ପାଖକୁ ଫେରିବା ପାଇଁ କହିଲି। ସେମାନଙ୍କ ହୃଦୟ ପରିବର୍ତ୍ତନ ପାଇଁ ଉଚିତ୍ କାର୍ଯ୍ୟ କରିବା ପାଇଁ ମଧ୍ୟ କହିଲି।
21 “ଏଥିପାଇଁ ମନ୍ଦିରରେ ଥିବା ସମୟରେ ଯିହୂଦୀମାନେ ମୋତେ ବନ୍ଦୀ କଲେ, ଓ ମାରିବାକୁ ଚେଷ୍ଟା କଲେ। 22 କିନ୍ତୁ ମୋତେ ପରମେଶ୍ୱର ସାହାଯ୍ୟ କଲେ। ସେ ଆଜି ପର୍ଯ୍ୟନ୍ତ ମୋତେ ସାହାଯ୍ୟ କରିଆସୁଛନ୍ତି। ପରମେଶ୍ୱରଙ୍କ ସାହାଯ୍ୟ ପାଇ ମୁଁ ଏଠାରେ ଠିଆ ହୋଇଛି। ଉଭୟ ପ୍ରଭାବଶାଳୀ ଓ ସାଧାରଣ ଲୋକମାନଙ୍କୁ, ମୁଁ ଦେଖିଥିବା କଥା କହୁଛି। ମୁଁ କିଛି ନୂଆ କଥା କହୁ ନାହିଁ। ମୋଶା ଓ ଭାବବାଦୀମାନେ ଯାହାସବୁ ଘଟିବ ବୋଲି କହିଛନ୍ତି, ମୁଁ ସେହି କଥା କହୁଛି। 23 ସେମାନେ କହିଛନ୍ତି, ଖ୍ରୀଷ୍ଟ ମୃତ୍ୟୁବରଣ କରିବେ ଓ ମୃତ୍ୟୁରୁ ପୁନରୁତ୍ଥିତ ହେଉଥିବା ପ୍ରଥମ ବ୍ୟକ୍ତି ହେବେ। ମୋଶା ଓ ଭାବବାଦୀମାନେ କହିଛନ୍ତି, କେବଳ ଖ୍ରୀଷ୍ଟ ଯିହୂଦୀ ଓ ଅଣଯିହୂଦୀମାନଙ୍କୁ ଆଲୋକ ଦେଖାଇବେ।”
ପାଉଲଙ୍କର ଆଗ୍ରିପ୍ପାଙ୍କ ଧାରଣା ବଦଳେଇବାର ଚେଷ୍ଟା
24 ପାଉଲ ଆତ୍ମରକ୍ଷା ପାଇଁ ଏହିସବୁ କଥା କହିଲା ବେଳେ, ଫେଷ୍ଟ ଖୁବ୍ ଜୋର୍ରେ କହିଲେ, “ପାଉଲ, ତୁମ୍ଭେ ପାଗଳ। ବହୁତ ପଢ଼ିବା କାରଣରୁ ତୁମ୍ଭେ ପାଗଳ ହୋଇ ଯାଇଛ।”
25 ପାଉଲ ଏହା ଶୁଣି ଉତ୍ତର ଦେଲେ, “ହେ ମହାମାନ୍ୟ ଫେଷ୍ଟ, ମୁଁ ପାଗଳ ନୁହେଁ। ମୋର ସବୁ କଥା ସତ୍ୟ ଓ ଯୁକ୍ତିଯୁକ୍ତ। 26 ରାଜା ଆଗ୍ରିପ୍ପା ଏସବୁ କଥା ଜାଣନ୍ତି। ତାହାଙ୍କୁ ଏହା ସ୍ପଷ୍ଟ ଭାବରେ କହି ପାରିବି, କାରଣ ମୁଁ ଜାଣେ ଯେ, ତାହାଙ୍କ ଦୃଷ୍ଟିରୁ ଏ ସମସ୍ତ ବିଷୟ ବାଦ୍ ଯାଇ ନାହିଁ, ଯେହେତୁ ଏହିସବୁ କୌଣସି ଗୁପ୍ତ ସ୍ଥାନରେ କରାଯାଇ ନାହିଁ। 27 ହେ ରାଜା ଆଗ୍ରିପ୍ପା, ଆପଣ କ’ଣ ଭାବବାଦୀମାନଙ୍କ ଲେଖାରେ ବିଶ୍ୱାସ କରନ୍ତି କି? ମୁଁ ଜାଣେ, ଆପଣ ବିଶ୍ୱାସ କରନ୍ତି।”
28 ଆଗ୍ରିପ୍ପା ପାଉଲଙ୍କୁ କହିଲେ, “ତୁମ୍ଭେ କ’ଣ ଏତେ ସହଜରେ ମୋତେ ଖ୍ରୀଷ୍ଟିୟାନ କରିଦେବ ବୋଲି ଭାବୁଛ?”
29 ପାଉଲ ଉତ୍ତର ଦେଲେ, “ପରମେଶ୍ୱର କରନ୍ତୁ, ଶୀଘ୍ର ବା ବିଳମ୍ବରେ ହେଉ, ଆପଣ ଓ ଅନ୍ୟ ସମସ୍ତେ, ମୋ’ କଥା ଶୁଣି, ପରିତ୍ରାଣ ପାଆନ୍ତୁ ଓ କୌଣସି ବନ୍ଧନ ବିନା ମୋ’ ପରି ହୁଅନ୍ତୁ।”
30 ତା’ପରେ ରାଜା, ରାଜ୍ୟପାଳ, ରାଣୀ ବର୍ଣ୍ଣୀକୀ ଓ ଅନ୍ୟମାନେ ସମସ୍ତେ ଠିଆ ହେଲେ ଓ ପ୍ରସ୍ଥାନ କଲେ। 31 ସେମାନେ ବିଗ୍ଭର ଗୃହ ଛାଡ଼ିଲା ବେଳେ ପରସ୍ପର ସହିତ କଥାବାର୍ତ୍ତା ହେଲେ। ସେମାନେ କହିଲେ, “ଏହି ଲୋକକୁ ହତ୍ୟା କରିବା କି ବନ୍ଦୀ କରିବା ଉଚିତ୍ ନୁହେଁ। ସେ ପ୍ରକୃତରେ କିଛି ଖରାପ କାର୍ଯ୍ୟ କରି ନାହିଁ।” 32 ଆଗ୍ରିପ୍ପା ଫେଷ୍ଟଙ୍କୁ କହିଲେ, “ଆମ୍ଭେ ଏହି ଲୋକକୁ ମୁକ୍ତି ଦେଇପାରିଥା’ନ୍ତୁ, କିନ୍ତୁ ସେ ଯଦି କାଇସରଙ୍କୁ ଆବେଦନ କରି ନ ଥା’ନ୍ତା।”
2010 by World Bible Translation Center