M’Cheyne Bible Reading Plan
30 ରାହେଲ ଦେଖିଲେ ଯେ, ସେ କୌଣସି ପିଲା ଜନ୍ମ କରିପାରୁ ନାହିଁ। ରାହେଲ ତା’ର ଭଊଣୀ ଲେୟା ପ୍ରତି ଈର୍ଷାନ୍ୱିତ ହେଲେ। ତେଣୁ ରାହେଲ ଯାକୁବକୁ କହିଲେ, “ମୋତେ ପିଲା ଦିଅ ନ ହେଲେ ମୁଁ ମରିବି।”
2 ଯାକୁବ ରାହେଲ ଉପରେ କ୍ରୋଧ କଲେ। ସେ କହିଲେ, “ମୁଁ ପରମେଶ୍ୱର ନୁହେଁ। କେବଳ ପରମେଶ୍ୱର ହିଁ ତୁମ୍ଭକୁ ସନ୍ତାନ ଦେଇ ପାରିବେ।”
3 ଏହା ପରେ ରାହେଲ କହିଲେ, “ମୋର ଦାସୀ ବିଲହା ଅଛି ତାହା ସହିତ ସହବାସ କର। ସେ ପିଲା ଜନ୍ମ କଲେ ମୁଁ ମା ହୋଇ ପାରିବି।”
4 ତେଣୁ ରାହେଲ ବିଲହାକୁ ଆଣି ଯାକୁବକୁ ଦେଲେ, ଯାକୁବ ତାହା ସହିତ ସହବାସ କଲେ। 5 ଏହା ପରେ ବିଲହା ଗର୍ଭବତୀ ହୋଇ ପିଲାଜନ୍ମ କଲା।
6 ରାହେଲ କହିଲେ, “ପରମେଶ୍ୱର ମୋର ପ୍ରାର୍ଥନା ଗ୍ରହଣ କରିଛନ୍ତି, ମୋତେ ଏକ ପୁତ୍ର ସନ୍ତାନ ଦେବା ପାଇଁ ସେ ନିଷ୍ପତ୍ତି ନେଲେ।” ତେଣୁ ରାହେଲ ତା’ର ନାମ ରଖିଲେ ଦାନ।
7 ରାହେଲର ଦାସୀ ବିଲହା ଆଉଥରେ ଗର୍ଭବତୀ ହେଲା ଏବଂ ସେ ଯାକୁବଙ୍କ ପାଇଁ ଦ୍ୱିତୀୟ ପୁତ୍ର ଜନ୍ମ କଲା। 8 ରାହେଲ କହିଲେ, “ମୁଁ ମୋର ଭଉଣୀ ସହିତ ସଂଘର୍ଷ କରି ଜୟ କଲି।” ଏଣୁ କରି ସେ ତାଙ୍କର ନାମ ନପ୍ତାଲି ରଖିଲେ।
9 ଲେୟା ଦେଖିଲେ ସେ ଆଉ ପିଲା ଜନ୍ମ କରି ପାରିବ ନାହିଁ। ତେଣୁ ସେ ଆପଣା ଦାସୀ ସିଳ୍ପାକୁ ଆଣି ଯାକୁବଙ୍କୁ ଦେଲେ। 10 ଏହା ପରେ ସିଳ୍ପା ଏକ ପିଲା ଜନ୍ମ କଲା। 11 ଲେୟା କହିଲେ, “ମୁଁ ଭାଗ୍ୟବତୀ” ତେଣୁ ସେ ତା’ର ନାମ ଦେଲା ଗାଦ୍। 12 ଲେୟାର ଦାସୀ ସିଳ୍ପା ଦ୍ୱିତୀୟ ପୁତ୍ର ଯାକୁବ ପାଇଁ ଜନ୍ମ କଲା। 13 ଲେୟା କହିଲେ, “ମୁଁ ବହୁତ ଖୁସୀ! ଯୁବତୀଗଣ ମୋତେ ଆନନ୍ଦିନି ବୋଲିବେ।” ଏଣୁ ସେ ତା’ର ନାମ ଆଶେର ଦେଲେ।
14 ଅନନ୍ତର ଗହମ କଟା ସମୟରେ ରୁବେନ୍ ବାହାରକୁ ଯାଇ କ୍ଷେତରୁ ଦୂଦାଫଳ ପାଇ ଆଣି ଆପଣାମାତା ଲେୟାକୁ ଦେଲା। ତହୁଁ ରାହେଲ ଲେୟାକୁ କହିଲେ, “ଦୟାକରି ତୁମ୍ଭ ପୁତ୍ର ଆଣିଥିବା ଦୂଦାଫଳ କିଛି ମୋତେ ଦିଅ।”
15 ଲେୟା ଉତ୍ତର ଦେଲେ, “ତୁମ୍ଭେ ମୋ’ ସ୍ୱାମୀକୁ ହରଣ କରିଛ ତୁମ୍ଭେ ମୋର ପୁତ୍ରର ଦୂଦାଫଳ ହରଣ କରିବାକୁ ଚେଷ୍ଟା କରୁଛ।”
କିନ୍ତୁ ରାହେଲ କହିଲେ, “ଯଦି ତୁମ୍ଭେ ମୋତେ ତୁମ୍ଭ ପୁତ୍ରର ଦୂଦାଫଳ ଦିଅ ତେବେ ତୁମ୍ଭେ ଆଜି ରାତ୍ରିରେ ଯାକୁବ ସହିତ ଶୟନ କରି ପାରିବ।”
16 ସେହିଦିନ ସନ୍ଧ୍ୟାରେ ଯାକୁବ କ୍ଷେତରୁ ଫେରିବା ପରେ ଲେୟା ତାଙ୍କୁ ସାକ୍ଷାତ କରିବା ପାଇଁ ବାହାରକୁ ଗଲେ ଏବଂ କହିଲେ, “ତୁମ୍ଭେ ଆଜି ରାତିରେ ମୋ’ ପାଖରେ ଶୟନ କରିବ। କାରଣ ମୁଁ ଦୂଦାଫଳ ଦେଇ ତା’ର ବଦଳରେ ତୁମ୍ଭକୁ ପାଇଛି।” ତେଣୁ ସେହି ରାତ୍ରି ସେ ତା’ ସହିତ ଶୋଇଲେ।
17 ଏହା ପରେ ପରମେଶ୍ୱର ଲେୟାର ପ୍ରାର୍ଥନା ଶୁଣିଲେ ଏବଂ ସେ ବର୍ଭବତୀ ହେଲେ। ସେ ପଞ୍ଚମ ପୁତ୍ରକୁ ଜନ୍ମ ଦେଲେ। 18 ଲେୟା କହିଲେ, “ମୁଁ ସ୍ୱାମୀ ପାଇଁ ଆପଣା ଦାସୀକୁ ଦେଇଥିଲି, ପରମେଶ୍ୱର ତାହାର ବର୍ତ୍ତନ ମୋତେ ଦେଇଛନ୍ତି।” ଏଥିପାଇଁ ସେ ତାହାର ନାମ ଇଷାଖର ରଖିଲେ।
19 ଲେୟା ପୁନରାୟ ଗର୍ଭବତୀ ହୋଇ ଷଷ୍ଠ ସନ୍ତାନକୁ ଜନ୍ମ ଦେଲେ। 20 ଲେୟା କହିଲେ, “ପରମେଶ୍ୱର ମୋତେ ଏକ ସୁନ୍ଦର ଉପହାର ଦେଲେ। ବର୍ତ୍ତମାନ ଯାକୁବ ମୋତେ ସମାଦର କରିବେ। କାରଣ ମୁଁ ତାଙ୍କୁ ଛଅଟି ପୁତ୍ର ଦେଇଅଛି।” ତେଣୁ ଲେୟା ତାହାର ନାମ ସବୂଲୂନ୍ ଦେଲେ।
21 ଏହା ପରେ ଲେୟା ଏକ କନ୍ୟା ସନ୍ତାନ ଜନ୍ମ କଲେ। ସେ ତା’ର ନାମ ଦେଲେ ଦୀଣା।
22 ଏହା ପରେ ପରମେଶ୍ୱର ରାହେଲର ପ୍ରାର୍ଥନା ଗ୍ରହଣ କଲେ, ପରମେଶ୍ୱର ରାହେଲକୁ ମାତୃତ୍ୱ ଦେଲେ। 23 ରାହେଲ ଗର୍ଭବତୀ ହୋଇ ଏକ ପୁତ୍ର ସନ୍ତାନ ଜନ୍ମ ଦେଲେ। ରାହେଲ କହିଲେ, “ପରମେଶ୍ୱର ମୋର ଲଜ୍ଜା ନେଇ ଯାଇଛନ୍ତି। 24 ସେ ମଧ୍ୟ କହିଲେ, ପରମେଶ୍ୱର ମୋତେ ଆଉ ଗୋଟିଏ ପୁତ୍ର ଅଧିକ ଦିଅନ୍ତୁ।” ସେଥିପାଇଁ ରାହେଲ ତା’ର ନାମ ଯୋଷେଫ ରଖିଲେ।
ଯାକୁବ ଲାବନକୁ ଫାନ୍ଦରେ ପକାଇଲେ
25 ରାହେଲ ଯୋଷେଫକୁ ଜନ୍ମ ଦେବା ପରେ, ଯାକୁବ ଲାବନକୁ କହିଲେ, “ଏବେ ମୋତେ ମୋର ନିଜ ଦେଶକୁ ଯିବାକୁ ଦିଅ। 26 ମୋର ସ୍ତ୍ରୀ ଏବଂ ପିଲାମାନଙ୍କ ପାଇଁ ମୁଁ ତୁମ୍ଭ ପାଖରେ କାମ କରିଛି। ଏବଂ ତୁମ୍ଭେ ଜାଣ ମୁଁ ଭଲଭାବରେ ତୁମ୍ଭର ସେବା କରିଛି।”
27 ଲାବନ ତାଙ୍କୁ କହିଲେ, “ମୋତେ କିଛି କହିବାକୁ ଦିଅ। ମୁଁ ଗୁଣି ବିଦ୍ୟା କରି ଜାଣି ପାରିଛି ଯେ, ସଦାପ୍ରଭୁ ତୁମ୍ଭ ହେତୁରୁ ମୋତେ ଆଶୀର୍ବାଦ କରିଛନ୍ତି। 28 ମୋତେ କହିବାକୁ ଦିଅ, ମୋତେ ତୁମ୍ଭକୁ କ’ଣ ଦେବା ଉଚିତ୍। ଏବଂ ତାହା ମୁଁ ତୁମ୍ଭକୁ ଦେବି।”
29 ଯାକୁବ ଉତ୍ତର ଦେଲେ, “ତୁମ୍ଭେ ଜାଣ ମୁଁ ତୁମ୍ଭ ପାଇଁ କଠିନ ପରିଶ୍ରମ କରିଛି। ମୁଁ ତୁମ୍ଭର ପଶୁଗଣକୁ ବୃଦ୍ଧି କରିଅଛି। ଏବଂ ବହୁ ଯତ୍ନ ନେଇଅଛି। 30 ଯେତେବେଳେ ମୁଁ ଆସିଲି ତୁମ୍ଭର ଖୁବ୍ କମ୍ ସମ୍ପତ୍ତି ଥିଲା। ବର୍ତ୍ତମାନ ବହୁତ ବୃଦ୍ଧି ପାଇଛି, ସଦାପ୍ରଭୁ ମୋ’ କାରଣରୁ ତୁମ୍ଭକୁ ଆଶୀର୍ବାଦ କରିଛନ୍ତି। ବର୍ତ୍ତମାନ ମୋର ନିଜ ପରିବାରକୁ ଯୋଗାଇବା ପାଇଁ ସମୟ ଆସିଛି।”
31 ଲାବନ କହିଲେ, “ତେବେ ମୋତେ ତୁମ୍ଭକୁ କ’ଣ ଦେବା ଉଚିତ୍?”
ଯାକୁବ ଉତ୍ତର ଦେଲେ, “ତୁମ୍ଭେ ମୋତେ କିଛି ଦିଅ ନାହିଁ। ଯେବେ ତୁମ୍ଭେ ମୋ’ ପାଇଁ ଗୋଟିଏ କାମ କରିବ, ତେବେ ମୁଁ ତୁମ୍ଭର ପଶୁମାନଙ୍କୁ ପୁନର୍ବାର ଚରାଇ ପ୍ରତିପାଳନ କରିବି। 32 ଆଜି ମୁଁ ତୁମ୍ଭର ସକଳ ପଲ ମଧ୍ୟଦେଇ ଯାଇ ମେଷଗଣ ମଧ୍ୟରୁ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଓ କୃଷ୍ଣବର୍ଣ୍ଣ ମେଷମାନଙ୍କୁ ପୁଣି ଛାଗଳଗଣ ମଧ୍ୟରୁ ବିନ୍ଦୁଚିହ୍ନିତ ଓ ଚିତ୍ରବିଚିତ୍ର ଛାଗଳମାନଙ୍କୁ ପୃଥକ କରିବି। ସେହିସବୁ ମୋର ବର୍ତ୍ତନ ସ୍ୱରୁପ ହେବ। 33 ଭବିଷ୍ୟତରେ ଯେତେବେଳେ ମୁଁ ସଚ୍ଚୋଟ ବୋଲି ତୁମ୍ଭେ ଜାଣି ପାରିବ। ଯଦି ତୁମ୍ଭେ ମୋର ମେଷପଲ ଦେଖିବାକୁ ଆସି ପାରିବ। ତୁମ୍ଭେ ମୋର ପଲକୁ ଦେଖି ପାର। ଅର୍ଥାତ୍ ଛାଗଳମାନଙ୍କ ମଧ୍ୟରେ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଛାଗଳ ଛଡ଼ା ଓ ମେଷଗଣ ମଧ୍ୟରେ କୃଷ୍ଣବର୍ଣ୍ଣ ମେଷ ବ୍ୟତୀତ ଯେତେ ଥିବେ ତାହା ମୋହର ଚୌର୍ଯ୍ୟରୂପେ ଗଣ୍ୟ ହେବ।”
34 ଲାବନ ଉତ୍ତର ଦେଲେ, “ତୁମ୍ଭେ ଯାହା କହିଲ ଆମ୍ଭେ ତାହା କରିବା ପାଇଁ ତୁମ୍ଭ ସହିତ ଏକମତ।” 35 ସେହି ଦିନ ଲାବନ ବିନ୍ଦୁଚିହ୍ନିତ ଛାଗଳମାନଙ୍କୁ ଲୁଗ୍ଭଇ ଦେଲେ। ଏବଂ ଚିତ୍ରବିଚିତ୍ର ଛାଗ ସବୁକୁ ଲୁଗ୍ଭଇ ଦେଲେ। ଲାବନ ସମସ୍ତ ମାଟିଆ ବର୍ଣ୍ଣ ମେଷଗଣକୁ ସେ ତା’ର ପୁତ୍ରମାନଙ୍କୁ ଯତ୍ନ ନେବାକୁ ଦେଲେ। 36 ସେଥିପାଇଁ ତାଙ୍କର ପୁଅମାନେ ସମସ୍ତ ଚିତ୍ରିତ ପଶୁଗଣକୁ ତିନି ଦିନ ରାସ୍ତା ଦୂରର ଏକ ସ୍ଥାନକୁ ନେଇଗଲେ। ଯାକୁବ ଅନ୍ୟ ସମସ୍ତ ଛାଡ଼ି ଯାଇଥିବା ପଶୁମାନଙ୍କର ଯତ୍ନ ନେଲେ।
37 ଯାକୁବ ଲିବ୍ନୀ, ଲୂସ୍ ଓ ଅର୍ମୋନ୍ ବୃକ୍ଷର ନୂତନ ଶାଖା କାଟି ତହିଁରୁ ବକ୍କଳ କାଢ଼ି କାଠର ଶୁକ୍ଳ ରେଖା ବାହାର କଲେ। 38 ଏହା ପରେ ଯେଉଁ ସ୍ଥାନକୁ ପଶୁମାନେ ଜଳପାନ କରିବାକୁ ଆସନ୍ତି, ସେହି ସ୍ଥାନରେ ସେମାନଙ୍କ ସମ୍ମୁଖସ୍ଥ ଜଳକୁଣ୍ଡ ମଧ୍ୟରେ ସେହି ବକ୍କଳଶୂନ୍ୟ ଶାଖାସବୁ ଉଚ୍ଚ କରି ରଖିଲେ। ତେଣୁ ଜଳପାନ କରିବା ସମୟରେ ସେମାନେ ଫଳବତୀ ହେଲେ। 39 ପୁଣି ସେହି ଶାଖା ନିକଟରେ ସେମାନଙ୍କର ସଙ୍ଗମ ହେବାରୁ ପଶୁମାନେ ରେଖାଙ୍କିତ, ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ମେଷ ଛୁଆମାନ ଜନ୍ମ କଲେ।
40 ଯାକୁବ ସେହି ଚିତ୍ରବିଚିତ୍ର ଛୁଆମାନଙ୍କୁ ଅନ୍ୟ ପାଖରୁ ଭିନ୍ନ କଲେ। ପୁଣି ଲାବନ ରେଖାଙ୍କିତ ଓ କୃଷ୍ଣବର୍ଣ୍ଣ ସବୁ ମେଷ ପ୍ରତି ମେଷୀମାନଙ୍କର ଦୃଷ୍ଟି ରଖାଇଲେ। ଏହି ପ୍ରକାରେ ସେ ଲାବନର ପଲ ସହିତ ଆପଣା ପଲ ତନଖି ପୃଥକ କଲେ। 41 ଯେତେବେଳେ ବଳିଷ୍ଠ ପଶୁଗଣ ସଙ୍ଗମ କରନ୍ତି, ସେ ଜଳକୁଣ୍ଡ ମଧ୍ୟରେ ସେମାନଙ୍କର ଆଖିର ସମ୍ମୁଖରେ ସେହି ଶାଖାଗୁଡ଼ିକ ରଖିଲେ। କିନ୍ତୁ ସେ ଦୁର୍ବଳ ପଶୁମାନଙ୍କ ସମ୍ମୁଖରେ ରଖିଲେ ନାହିଁ। 42 ଦୁର୍ବଳ ପଶୁଗଣ ଲାବନର ଓ ବଳିଷ୍ଠ ପଶୁଗଣ ଯାକୁବର ହେଲେ। 43 ଏହିପରି ଯାକୁବ ଅତିଶୟ ଧନୀ ହେଲେ। ଏବଂ ତାଙ୍କର ପଶୁ, ଦାସଦାସୀ, ଓଟ ଓ ଗର୍ଦ୍ଦଭ ଯଥେଷ୍ଟ ହେଲେ।
ଯୀଶୁଙ୍କ ଆଗମନର ପ୍ରସ୍ତୁତି(A)
1 ଏହା ପରମେଶ୍ୱରଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସୁସମାଗ୍ଭରର ଆରମ୍ଭ। 2 ଭବିଷ୍ୟଦ୍ବକ୍ତା ଯିଶାଇୟଙ୍କ ପୁସ୍ତକରେ ଲେଖାଅଛି:
“ଶୁଣ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ପୂର୍ବରୁ ପଠାଉଛୁ
ସେ ତୁମ୍ଭ ପାଇଁ ପଥ ପ୍ରସ୍ତୁତ କରିବ।”(B)
3 “ମରୁଭୂମିରେ ଜଣେ ପାଟିକରି କହୁଛି;
‘ପ୍ରଭୁଙ୍କ ପାଇଁ ପଥ ପ୍ରସ୍ତୁତ କର,
ତାହାଙ୍କ ପାଇଁ ରାସ୍ତା ସମତଳ କର।’”(C)
4 ତେଣୁ ବାପ୍ତିଜକ ଯୋହନ ମରୁଭୂମି ଅଞ୍ଚଳକୁ ଆସି ଲୋକମାନଙ୍କୁ ବାପ୍ତିସ୍ମ ଦେଉଥିଲେ। ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ନିଜର ହୃଦୟ ପରିବର୍ତ୍ତନ କରିବାକୁ ଗ୍ଭହୁଁ ଥିବାରୁ ବାପ୍ତିସ୍ମ ଗ୍ରହଣ କର। ତା’ପରେ ତୁମ୍ଭମାନଙ୍କର ପାପଗୁଡ଼ିକୁ କ୍ଷମା କରାଯିବ। 5 ଯିହୂଦା ଓ ଯିରୁଶାଲମର ସବୁଲୋକ ଯୋହନଙ୍କ ପାଖକୁ ଆସିଲେ। ନିଜ ନିଜ ପାପ ସ୍ୱୀକାର କରି ଯର୍ଦ୍ଦନ ନଦୀରେ ସେମାନେ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେଲେ।
6 ଯୋହନ ଓଟ ଲୋମରେ ତିଆରି ପୋଷାକ ପିନ୍ଧୁଥିଲେ ଓ ଅଣ୍ଟା ଗ୍ଭରିପଟେ ଗୋଟିଏ ଚମଡ଼ାର ପଟି ବାନ୍ଧୁଥିଲେ। ପଙ୍ଗପାଳ ଓ ବନ-ମଧୁ ତାହାଙ୍କର ଖାଦ୍ୟ ଥିଲା।
7 ଯୋହନ ଲୋକମାନଙ୍କ ଆଗରେ ଘୋଷଣା କରୁଥିଲେ: “ମୋ’ ପରେ ଜଣେ ଶକ୍ତିଶାଳୀ ଲୋକ ଆସୁଛନ୍ତି; ମୁଁ ଆଣ୍ଠୁମାଡ଼ି ବସି ତାହାଙ୍କର ଜୋତା ଖୋଲିବା ପାଇଁ ମଧ୍ୟ ଯୋଗ୍ୟ ନୁହେଁ। 8 ମୁଁ ତୁମ୍ଭମାନଙ୍କୁ ଜଳ ଦ୍ୱାରା ବାପ୍ତିସ୍ମ ଦେଉଛି, କିନ୍ତୁ ସେ ତୁମ୍ଭମାନଙ୍କୁ ପବିତ୍ରଆତ୍ମାଙ୍କ ଦ୍ୱାରା ବାପ୍ତିସ୍ମ ଦେବେ।”
ଯୀଶୁଙ୍କ ବାପ୍ତିସ୍ମ ଗ୍ରହଣ(D)
9 ସେହି ସମୟରେ ଯୀଶୁ ଗାଲିଲୀର ନାଜରିତ ସହରରୁ ଯୋହନଙ୍କ ପାଖକୁ ଆସିଲେ। ଯୋହନ ଯୀଶୁଙ୍କୁ ଯର୍ଦ୍ଦନ ନଦୀରେ ବାପ୍ତିସ୍ମ ଦେଲେ। 10 ଯୀଶୁ ଜଳରୁ ବାହାରି ଆସୁଥିବା ସମୟରେ ସ୍ୱର୍ଗ ଖୋଲା ଥିବାର ଦେଖିଲେ। ସେ ଦେଖିଲେ ଯେ, ପବିତ୍ରଆତ୍ମା ତାହାଙ୍କ ଉପରକୁ କପୋତ ଭଳି ଓହ୍ଲାଇ ଆସୁଛନ୍ତି। 11 ଆକାଶରୁ ବାଣୀ ହେଲା: “ହେ ମୋହର ପୁତ୍ର, ମୁଁ ତୁମ୍ଭକୁ ପ୍ରେମ କରେ, ମୁଁ ତୁମ୍ଭ ଉପରେ ବହୁତ ଖୁସୀ।”
ଯୀଶୁଙ୍କୁ ଶୟତାନର ପରୀକ୍ଷା(E)
12 ତା’ପରେ, ସଙ୍ଗେ ସଙ୍ଗେ ଆତ୍ମା ଯୀଶୁଙ୍କୁ ମରୁଭୂମିକୁ ଏକୁଟିଆ ପଠାଇଦେଲେ। 13 ଯୀଶୁ ସେଠାରେ ଗ୍ଭଳିଶ୍ ଦିନ ପର୍ଯ୍ୟନ୍ତ ଉପବାସ ପ୍ରାର୍ଥନା ସହିତ ରହିଲେ। ସେଠାରେ ସେ ଶୟତାନ ଦ୍ୱାରା ପରୀକ୍ଷିତ ହେଲେ। ତା’ପରେ ସ୍ୱର୍ଗଦୂତମାନେ ଆସି ଯୀଶୁଙ୍କର ସେବା କଲେ।
ଯୀଶୁ ଗାଲିଲୀରେ ତାଙ୍କର କାର୍ଯ୍ୟ ଆରମ୍ଭ କଲେ(F)
14 ଏହା ପରେ ଯୋହନଙ୍କୁ କାରାଗାରରେ ବନ୍ଦୀ କରି ରଖାଗଲା। ଯୀଶୁ ଗାଲିଲୀକୁ ଆସିଲେ ଓ ସେ ପରମେଶ୍ୱରଙ୍କ ସୁସମାଗ୍ଭର ପ୍ରଗ୍ଭର କରିବାକୁ ଲାଗିଲେ। 15 ଯୀଶୁ କହିଲେ, “ବର୍ତ୍ତମାନ ଉପଯୁକ୍ତ ସମୟ ଆସିଯାଇଛି। ପରମେଶ୍ୱରଙ୍କ ରାଜ୍ୟ ପାଖ ହୋଇ ଗଲାଣି। ତୁମ୍ଭମାନଙ୍କର ହୃଦୟ ପରିବର୍ତ୍ତନ କର। ସୁସମାଗ୍ଭରରେ ବିଶ୍ୱାସ କର।”
ଯୀଶୁ କେତେକ ଶିଷ୍ୟଙ୍କୁ ବାଛିଲେ(G)
16 ଯୀଶୁ ଗାଲିଲୀ ହ୍ରଦ ଦେଇ ଯିବା ସମୟରେ ଶିମୋନ ଓ ତାହାଙ୍କ ଭାଇ ଆନ୍ଦ୍ରିୟକୁ ଦେଖିଲେ। ଶିମୋନ, ପିତରଙ୍କର ଏହା ଅନ୍ୟ ଏକ ନାମ। ସେହି ଦୁଇଜଣ କେଉଟ ଥିଲେ। ମାଛ ଧରିବା ପାଇଁ ସେମାନେ ହ୍ରଦ ଭିତରକୁ ଜାଲ ଫିଙ୍ଗୁଥିଲେ। 17 ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆସ ଓ ମୋତେ ଅନୁସରଣ କର। ମୁଁ ତୁମ୍ଭମାନଙ୍କୁ ଏକ ଭିନ୍ନ ପ୍ରକାରର ମାଛ ଧରିବା ଶିଖାଇବି। ତୁମ୍ଭେମାନେ ମାଛ ବଦଳରେ ମନୁଷ୍ୟଙ୍କୁ ଏକାଠି କରିବ।” 18 ତେଣୁ ଶିମୋନ ଓ ଆନ୍ଦ୍ରିୟ ସେମାନଙ୍କର ଜାଲ ଛାଡ଼ି, ଯୀଶୁଙ୍କୁ ଅନୁସରଣ କଲେ।
19 ଯୀଶୁ ଗାଲିଲୀ ହ୍ରଦ କୂଳରେ ଗ୍ଭଲିବାକୁ ଲାଗିଲେ। କିଛି ବାଟ ଗଲା ପରେ, ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କୁ ଦେଖିଲେ। ସେ ଦୁଇ ଭାଇ ନୌକାରେ ବସି ମାଛ ଧରିବା ପାଇଁ ଜାଲ ସଜାଡ଼ୁଥିଲେ। 20 ସେହି ଦୁଇ ଭାଇଙ୍କ ସହ, ଡଙ୍ଗାରେ ସେମାନଙ୍କ ବାପା ଜେବଦୀ ଓ ଅନ୍ୟ ସାହାଯ୍ୟକାରୀ ଶ୍ରମିକମାନେ ଥିଲେ। ସେହି ଦୁଇ ଭାଇଙ୍କୁ ଦେଖିବା ମାତ୍ରେ ଯୀଶୁ ସେମାନଙ୍କୁ ଆସିବାକୁ ଅନୁରୋଧ କଲେ। ସେମାନେ ସେମାନଙ୍କର ବାପା ଓ ଶ୍ରମିକମାନଙ୍କୁ ଛାଡ଼ି, ଯୀଶୁଙ୍କୁ ଅନୁସରଣ କଲେ।
ଯୀଶୁ ଦୁଷ୍ଟାତ୍ମାକୁ ସୁସ୍ଥ କଲେ(H)
21 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କଫର୍ନାହୂମକୁ ଗଲେ। ବିଶ୍ରାମ ଦିବସ [a]ରେ ଯୀଶୁ ସମାଜଗୃହକୁ ଯାଇ ସେଠାରେ ଲୋକମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ। 22 ଯୀଶୁଙ୍କ ଶିକ୍ଷା ଶୁଣି ସେଠାକାର ଲୋକେ ଆଶ୍ଚର୍ଯ୍ୟ ହୋଇଗଲେ। ଯୀଶୁ ସେମାନଙ୍କୁ ଧର୍ମଶାସ୍ତ୍ରୀଙ୍କ ପରି ଶିକ୍ଷା ନ ଦେଇ ଜଣେ ଅଧିକାର ପାଇଥିବା ବ୍ୟକ୍ତିଙ୍କ ଭଳି ଶିକ୍ଷା ଦେଲେ। 23 ଯୀଶୁ ସମାଜଗୃହ [b]ରେ ଥିବା ସମୟରେ ସେଠାରେ ଏପରି ଜଣେ ଲୋକ ଥିଲା, ଯାହାଙ୍କର ଦେହରେ ଭୂତଟିଏ ପ୍ରବେଶ କରି ରହିଥିଲା। ସେ ଲୋକଟି ପାଟି କରି କହିଲା, 24 “ହେ ନାଜରିତୀୟ ଯୀଶୁ, ତୁମ୍ଭେ ଆମ୍ଭଠାରୁ କ’ଣ ଗ୍ଭହୁଁଛ? ତୁମ୍ଭେ କ’ଣ ଆମ୍ଭକୁ ଧ୍ୱଂସ କରିଦେବାକୁ ଆସିଛ? ତୁମ୍ଭେ କିଏ, ମୁଁ ତାହା ଜାଣେ। ତୁମ୍ଭେ ପରମେଶ୍ୱରଙ୍କ ପବିତ୍ର ବ୍ୟକ୍ତି।”
25 ଯୀଶୁ ଭର୍ତ୍ସନା କରି କହିଲେ, “ଚୁପ୍ କର, ଏହାଠାରୁ ବାହାରିଯା।” 26 ଦୁଷ୍ଟାତ୍ମା ଲୋକଟିକୁ ଦୋହଲାଇ ଦେଲା। ତା’ପରେ ସେ ଖୁବ୍ ଜୋର୍ରେ ଚିତ୍କାର କରି ସେହି ଲୋକଟି ଭିତରୁ ବାହାରି ଗଲା।
27 ଏହା ଦେଖି ଲୋକେ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ ପରସ୍ପର କୁହାକୁହି ହେଲେ, “ଏଠାରେ କ’ଣ ସବୁ ଘଟୁଛି? ଏ ଲୋକଟି ଆମ୍ଭକୁ କିଛି ନୂଆ ଶିକ୍ଷା ଦେଉଛି ଏବଂ ସେ ଅଧିକାର ସହିତ ଶିକ୍ଷା ଦେଉଛି। ସେ ଭୂତମାନଙ୍କୁ ମଧ୍ୟ ଆଜ୍ଞା ଦେଉଛି ଓ ଭୂତମାନେ ତା’ କଥା ମାନୁଛନ୍ତି।” 28 ତେଣୁ ଯୀଶୁଙ୍କ ବିଷୟରେ ଗାଲିଲୀ ଅଞ୍ଚଳର ଗ୍ଭରିଆଡ଼େ ଖୁବ୍ ଶୀଘ୍ର ଖବର ବ୍ୟାପିଗଲା।
ଯୀଶୁ ଅନେକଙ୍କୁ ସୁସ୍ଥ କଲେ(I)
29 ତା’ପରେ ସେମାନେ ସମାଜଗୃହରୁ ବାହାରି ଯାକୁବ ଓ ଯୋହନଙ୍କ ସହିତ ସିଧା ଶିମୋନ ଓ ଆନ୍ଦ୍ରିୟଙ୍କ ଘରକୁ ଗଲେ। 30 ଶିମୋନଙ୍କ ଶାଶୁ ଜ୍ୱରରେ ପୀଡ଼ିତ ହୋଇ ବିଛଣାରେ ପଡ଼ି ଥିଲେ। ତେଣୁ ସେଠାରେ ଥିବା ଲୋକମାନେ ଯୀଶୁଙ୍କୁ ତାହାଙ୍କ ବିଷୟରେ କହିଲେ। 31 ଯୀଶୁ ତାହାଙ୍କ ବିଛଣା ନିକଟକୁ ଗଲେ। ଯୀଶୁ ତାହାଙ୍କ ହାତ ଧରି ତାହାଙ୍କୁ ଠିଆ ହେବାରେ ସାହାଯ୍ୟ କଲେ। ତାହାଙ୍କର ଜ୍ୱର ଛାଡ଼ିଗଲା ଓ ସେ ସୁସ୍ଥ ହୋଇଗଲେ। ତା’ପରେ ସେ ସେମାନଙ୍କର ପରିଚର୍ଯ୍ୟା କରିବାକୁ ଲାଗିଲେ।
32 ସୂର୍ଯ୍ୟ ବୁଡ଼ି ଯିବା ପରେ, ସେହି ରାତିରେ ଲୋକମାନେ ଅନେକ ଅସୁସ୍ଥ ଲୋକଙ୍କୁ ଯୀଶୁଙ୍କ ପାଖକୁ ନେଇ ଆସିଲେ। ଯେଉଁ ଲୋକମାନଙ୍କ ଦେହ ଭିତରେ ଦୁଷ୍ଟାତ୍ମା ପ୍ରବେଶ କରି ରହିଥିଲା, ସେମାନଙ୍କୁ ମଧ୍ୟ ଲୋକମାନେ ଯୀଶୁଙ୍କ ପାଖକୁ ଆଣିଲେ। 33 ସହରର ସବୁ ଲୋକେ ସେହି ଘରର ଦୁଆରରେ ଜମା ହୋଇଗଲେ। 34 ବିଭିନ୍ନ ପ୍ରକାର ରୋଗରେ ପୀଡ଼ିତ ଅନେକ ଲୋକଙ୍କୁ ଯୀଶୁ ସୁସ୍ଥ କରିଦେଲେ। ସେ ମଧ୍ୟ ଲୋକଙ୍କ ଦେହରୁ ଅନେକ ଭୂତାତ୍ମା ବାହାରି ଗ୍ଭଲି ଯିବାକୁ ବାଧ୍ୟ କଲେ, କିନ୍ତୁ ସେ କିଏ ବୋଲି ଭୂତମାନେ ଜାଣି ଥିବାରୁ ସେ ସେମାନଙ୍କୁ ପଦେ ହେଲେ କହିବାକୁ ସୁଯୋଗ ଦେଲେ ନାହିଁ।
ଲୋକଙ୍କୁ ସୁସମାଗ୍ଭର ପ୍ରଗ୍ଭର କରିବାକୁ ଯୀଶୁଙ୍କ ପ୍ରସ୍ତୁତି(J)
35 ତା’ ପରଦିନ ସକାଳେ ଯୀଶୁ ଖୁବ୍ ଶୀଘ୍ର ଉଠି ପଡ଼ିଲେ। ଅନ୍ଧାର ଥାଉ ଥାଉ ସେ ଘର ଛାଡ଼ି ଗୋଟିଏ ନିଛାଟିଆ ଜାଗାକୁ ଗ୍ଭଲିଗଲେ। ସେଠାରେ ସେ ପ୍ରାର୍ଥନା କଲେ। 36 ପରେ ଶିମୋନ ଓ ତାହାଙ୍କ ସାଥୀମାନେ ଯୀଶୁଙ୍କୁ ଖୋଜିବାକୁ ଗଲେ। 37 ସେମାନେ ଯୀଶୁଙ୍କୁ ପାଇଲେ ଓ ତାହାଙ୍କୁ କହିଲେ, “ଲୋକେ ତୁମ୍ଭକୁ ଖୋଜୁଛନ୍ତି।”
38 ଏହା ଶୁଣି ଯୀଶୁ କହିଲେ, “ଆମ୍ଭେମାନେ ଅନ୍ୟ ନିକଟବର୍ତ୍ତୀ ନଗରକୁ ଯିବା ଉଚିତ୍, ଯେପରି ମୁଁ ସେଠାରେ ସେମାନଙ୍କୁ ମଧ୍ୟ ଉପଦେଶ ଦେଇ ପାରିବି ମୁଁ କେବଳ ଏଥିପାଇଁ ଆସିଛି।” 39 ଏହିଭଳି ଭାବରେ ସେ ସମାଜଗୃହମାନଙ୍କରେ ଉପଦେଶ ଦେଇ ଓ ଲୋକଙ୍କଠାରୁ ଭୂତମାନଙ୍କୁ ତଡ଼ି ଗାଲିଲୀ ସାରା ବୁଲିଲେ।
ଗୋଟିଏ କୁଷ୍ଠରୋଗୀକୁ ଯୀଶୁ ସୁସ୍ଥ କଲେ(K)
40 ଗୋଟିଏ କୁଷ୍ଠରୋଗୀ ଯୀଶୁଙ୍କ ପାଖକୁ ଆସିଲା। ସେ ଯୀଶୁଙ୍କ ଆଗରେ ଆଣ୍ଠୁମାଡ଼ି ପ୍ରାର୍ଥନା କଲା, “ତୁମ୍ଭେ ଇଚ୍ଛା କଲେ ମୋତେ ଭଲ କରି ଦେଇ ପାରିବ। ସେହି ଶକ୍ତି ତୁମ୍ଭର ଅଛି।”
41 ସେହି ଲୋକଟି ଉପରେ ଯୀଶୁଙ୍କର କରୁଣା ଜାତ ହେଲା। ସେ ହାତ ବଢ଼େଇ ଲୋକଟିକୁ ଛୁଇଁଦେଲେ ଓ କହିଲେ, “ମୁଁ ତୁମ୍ଭକୁ ସୁସ୍ଥ କରିବାକୁ ଗ୍ଭହୁଁଛି, ତୁମ୍ଭେ ସୁସ୍ଥ ହୋଇଯାଅ।” 42 ତା’ର କୁଷ୍ଠରୋଗ ତତ୍କ୍ଷଣାତ୍ ଛାଡ଼ିଗଲା ଓ ସେ ସୁସ୍ଥ ହୋଇଗଲା।
43 ଯୀଶୁ ଲୋକଟିକୁ ଗ୍ଭଲି ଯିବାକୁ କହିଲେ, କିନ୍ତୁ ତାକୁ ଚେତାବନୀ ଦେଇ କହିଲେ, 44 “ମୁଁ ତୁମ୍ଭ ପାଇଁ ଯାହା କଲି ସେହି କଥା କାହାକୁ ହେଲେ କହିବ ନାହିଁ। କିନ୍ତୁ ଯାଜକଙ୍କ ପାଖକୁ ଯାଇ, ନିଜ ଦେହ ଦେଖାଅ। ତୁମ୍ଭେ ସୁସ୍ଥ ହୋଇ ଥିବାରୁ ମୋଶାଙ୍କ ଆଜ୍ଞା ଅନୁସାରେ, ପରମେଶ୍ୱରଙ୍କୁ ନୈବେଦ୍ୟ ଅର୍ପଣ କର। ତୁମ୍ଭେ ସୁସ୍ଥ ହୋଇ ଯାଇଛ ବୋଲି ଲୋକମାନଙ୍କ ଆଗରେ ପ୍ରମାଣ ରହିବ।” 45 ଲୋକଟି ସେହି ସ୍ଥାନ ଛାଡ଼ି ଗ୍ଭଲିଗଲା ଓ ଯାହାକୁ ଦେଖିଲା ତାହାକୁ କହିଲା ଯେ, ଯୀଶୁ ତାହାକୁ ସୁସ୍ଥ କରି ଦେଇଛନ୍ତି। ତେଣୁ ଯୀଶୁଙ୍କ ବିଷୟରେ ଖବର ଗ୍ଭରିଆଡ଼େ ବ୍ୟାପିବାକୁ ଲାଗିଲା। ଫଳରେ ଲୋକେ କାଳେ ଦେଖି ପକାଇବେ, ତେଣୁ ଯୀଶୁ କୌଣସି ନଗର ଭିତରକୁ ଆଉ ଯାଇ ପାରିଲେ ନାହିଁ। ସେ ଲୋକେ ରହୁ ନ ଥିବା ନିଛାଟିଆ ଜାଗାମାନଙ୍କରେ ରହିବାକୁ ଲାଗିଲେ। କିନ୍ତୁ ସମସ୍ତ ନଗରରୁ ଲୋକମାନେ ଯୀଶୁ ରହୁଥିବା ସ୍ଥାନକୁ ଆସିବାକୁ ଲାଗିଲେ।
ମର୍ଦ୍ଦଖୟକୁ ସମ୍ମାନ କରାଗଲା
6 ସେହି ରାତ୍ରିରେ ରାଜା ଶୋଇ ପାରିଲେ ନାହିଁ। ଏଣୁ ସେ କଚେରୀ ବୃତ୍ତାନ୍ତ ପୁସ୍ତକ ଆଣିବାକୁ ଆଜ୍ଞା କଲେ, ଏବଂ ତାହା ରାଜାଙ୍କ ସମ୍ମୁଖରେ ପାଠ କରାଗଲା। 2 ତହିଁରେ ଏହି ଲିଖିତ କଥା ଦେଖାଗଲା, ରାଜାଙ୍କର ନପୁଂସକ ବିଗ୍ଥନ୍ ଓ ତେରଶ୍ ନାମରେ ଦୁଇଜଣ ଦ୍ୱାରପାଳ ଅକ୍ଷଶ୍ୱେରଶ ରାଜାଙ୍କୁ ବଧ କରିବାକୁ ଚେଷ୍ଟା କରିଥିବାରୁ ମର୍ଦ୍ଦଖୟ ତହିଁର ସମ୍ବାଦ ଦେଇଥିଲା।
3 ଏଣୁ ରାଜା ପଗ୍ଭରିଲେ, “ଏଥିପାଇଁ ମର୍ଦ୍ଦଖୟକୁ କି ପ୍ରକାର ସମ୍ମାନ ଓ ଉଚ୍ଚପଦ ଦିଆ ଯାଇଅଛି?”
ରାଜାଙ୍କର ସେବାକାରୀ ଦାସମାନେ କହିଲେ, “ତାହା ପାଇଁ କିଛି କରାଯାଇ ନାହିଁ।”
4 ତେଣୁ ରାଜା ପଗ୍ଭରିଲେ, “ପ୍ରାଙ୍ଗଣରେ କିଏ ଅଛି?” ଏହି ସମୟରେ ହାମନ୍ ନିଜର ପ୍ରସ୍ତୁତ ଫାଶି କାଠରେ ମର୍ଦ୍ଦଖୟକୁ ଫାଶି ଦେବା ପାଇଁ ରାଜାଙ୍କୁ କହିବା ନିମନ୍ତେ ରାଜଗୃହର ଦ୍ୱାର ପ୍ରାଙ୍ଗଣକୁ ଆସିଲା। 5 ତେଣୁ ରାଜାଙ୍କର ଦାସମାନେ ତାଙ୍କୁ କହିଲେ, “ଦେଖନ୍ତୁ, ହାମନ୍ ପ୍ରାଙ୍ଗଣରେ ଛିଡ଼ା ହୋଇଅଛି।”
ତେଣୁ ରାଜା କହିଲେ, “ସେ ଭିତରକୁ ଆସୁ।”
6 ତହିଁରେ ହାମନ୍ ଭିତରକୁ ଆସିବାରୁ ରାଜା ତାହାକୁ କହିଲା, “ରାଜା ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହା ପ୍ରତି କ’ଣ କରାଯିବ?”
ହାମନ୍ ମନେ ମନେ ଭାବିଲା, “ରାଜା ମୋ’ ବିନା ଆଉ କାହାକୁ ସମ୍ମାନ କରିବାକୁ ଅଧିକ ତୁଷ୍ଟ ହେବେ?”
7 ଏଣୁ ହାମନ୍ ରାଜାଙ୍କୁ ଉତ୍ତର ଦେଲା, “ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, 8 ତାହା ପାଇଁ ମହାରାଜାଙ୍କ ପରିଧେୟ ରାଜକୀୟ ବସନ ଏବଂ ଅଶ୍ୱ ଯେଉଁଥିରେ ରାଜା ଆରୋହଣ କରନ୍ତି ତାହା ଅଣାଯାଉ ଏବଂ ତାଙ୍କର ମସ୍ତକରେ ରାଜମୁକୁଟ ପିନ୍ଧା ଯାଉ। 9 ଆଉ ସେହି ବସନ ଓ ଅଶ୍ୱ ମହାରାଜାଙ୍କର ଏକ ପ୍ରଧାନ ଅଧିପତିର ହସ୍ତରେ ଦିଆଯାଉ। ପୁଣି ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହାକୁ ସେମାନେ ସେହି ରାଜ ବସନ ପିନ୍ଧାନ୍ତୁ ଓ ସେହି ଅଶ୍ୱରେ ଆରୋହଣ କରାଇ ନଗର ଦାଣ୍ଡରେ ତାହାର ଆଗେ ଆଗେ ଏହା ଘୋଷଣା କରାନ୍ତୁ। ‘ମହାରାଜ ଯାହାର ସମ୍ମାନରେ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏହିପରି କରାଯାଏ।’”
10 ଏଥିରେ ରାଜା ହାମନ୍କୁ କହିଲା, “ତୁମ୍ଭେ ଏହା ଶୀଘ୍ର କର,” ଯେପରି କହିଲ। “ସେପରି ବସନ ଓ ସେହି ଅଶ୍ୱ ଘେନି ରାଜଦ୍ୱାରରେ ଉପବିଷ୍ଟ ଯିହୁଦୀୟ ମର୍ଦ୍ଦଖୟ ପ୍ରତି କର, ସେଥିରୁ କିଛି ଊଣା କର ନାହିଁ, ଯାହା ତୁମ୍ଭେ କହିଲ।”
11 ତେଣୁ ହାମନ୍ ସେହି ବସନ ଓ ଅଶ୍ୱନେଇ ମର୍ଦ୍ଦଖୟକୁ ବସ୍ତ୍ରାନ୍ୱିତ କଲା ଓ ଅଶ୍ୱାରୋହଣ କରାଇ ନଗର ଦାଣ୍ଡରେ ବୁଲାଇଲା। “ପୁଣି ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏହିପରି କରାଯାଏ।” ଏହିକଥା ତାହାର ଆଗେ ଆଗେ ଘୋଷଣା କଲା।
12 ଏହା ପରେ ମର୍ଦ୍ଦଖୟ ପୁନର୍ବାର ରାଜଦ୍ୱାରକୁ ଆସିଲା। ମାତ୍ର ହାମନ୍ ଶୋକାକୁଳ ହୋଇ ଓ ମସ୍ତକ ଢାଙ୍କି ଆପଣା ଗୃହକୁ ଶୀଘ୍ର ଗଲା। 13 ପୁଣି ହାମନ୍ ଆପଣା ପ୍ରତି ଘଟିତ ଏହି ସମସ୍ତ କଥା ନିଜର ଭାର୍ଯ୍ୟା ସେରଶକୁ ଓ ଆପଣାର ସମସ୍ତ ମିତ୍ରଙ୍କୁ କହିଲା। ତହିଁରେ ତାହାର ଜ୍ଞାନୀ ଲୋକମାନେ ଓ ତାହାର ସ୍ତ୍ରୀ ସେରଶ ତାହାକୁ କହିଲେ, “ଯାହା ସାକ୍ଷାତରେ ତୁମ୍ଭର ଏହି ପତନର ଆରମ୍ଭ ହୋଇଅଛି, ସେ ମର୍ଦ୍ଦଖୟ ଯେବେ ଯିହୁଦୀ ବଂଶୀୟ ଲୋକ ହୁଏ, ତେବେ ତୁମ୍ଭେ ତାହାକୁ ଜୟକରି ପାରିବ ନାହିଁ। ମାତ୍ର ତାହାର ସାକ୍ଷାତରେ ନିଶ୍ଚିତ ପତିତ ହେବ।”
14 ସେମାନେ ତାହା ସହିତ ଏହିପରି କଥାବାର୍ତ୍ତା କରୁ କରୁ ରାଜ-ନପୁଂସକମାନେ ଆସି ଏଷ୍ଟରର ପ୍ରସ୍ତୁତ ଭୋଜିକୁ ହାମନ୍କୁ ନେବା ପାଇଁ ଚଞ୍ଚଳ ହେଲେ।
1 ଖ୍ରୀଷ୍ଟ ଯୀଶୁଙ୍କ ଜଣେ କ୍ରୀତଦାସ ପାଉଲଙ୍କଠାରୁ ନମସ୍କାର।
ପରମେଶ୍ୱର ମୋତେ ତାହାଙ୍କର ପ୍ରେରିତ ଭାବରେ ଡାକିଲେ। ତାହାଙ୍କର ସୁସମାଗ୍ଭର ଲୋକମାନଙ୍କୁ କହିବା ପାଇଁ ମୁଁ ବଛା ହେଲି। 2 ପରମେଶ୍ୱର, ଏହି ସୁସମାଗ୍ଭର ନିଜ ଲୋକଙ୍କୁ ଦେବା ପାଇଁ ବହୁ ଆଗରୁ ପ୍ରତିଜ୍ଞା କରିଥିଲେ। ପରମେଶ୍ୱର ନିଜ ଭବିଷ୍ୟଦ୍ବକ୍ତାମାନଙ୍କୁ ବ୍ୟବହାର କରି ଏହି ପ୍ରତିଜ୍ଞା କରିଥିଲେ। ସେହି ପ୍ରତିଜ୍ଞା ପବିତ୍ର ଶାସ୍ତ୍ରରେ ଲେଖା ହୋଇଛି। 3 ଏହି ସୁସମାଗ୍ଭର ପରମେଶ୍ୱରଙ୍କ ପୁତ୍ର ତଥା ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ବନ୍ଧରେ ଅଟେ। 4 ସେ ଦାଉଦଙ୍କ ବଂଶରେ ମନୁଷ୍ୟ ରୂପରେ ଜନ୍ମ ହୋଇଥିଲେ। କିନ୍ତୁ, ପବିତ୍ରଆତ୍ମା ଦ୍ୱାରା ପୁନରୁତ୍ଥାନର ଫଳ ସ୍ୱରୂପ ସେ ମହାନ ଶକ୍ତି ସହିତ ପରମେଶ୍ୱରଙ୍କର ପୁତ୍ର ରୂପେ ଘୋଷିତ ହେଲେ।
5 ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ପରମେଶ୍ୱର ମୋତେ ବାର୍ତ୍ତାବହ ହେବାର ବିଶେଷ କାର୍ଯ୍ୟ ଦେଇଛନ୍ତି। ପରମେଶ୍ୱର, ଏହା ଦ୍ୱାରା ସମସ୍ତ ଜାତିର ଲୋକଙ୍କ ମନରେ ତାହାଙ୍କ ପ୍ରତି ବିଶ୍ୱାସ ଜନ୍ମାଇବା ଓ ତାହାଙ୍କୁ ମାନିବା ପାଇଁ ଏହି କାମ ମୋତେ ଦେଲେ। ମୁଁ ଏହି କାମ ଯୀଶୁ ଖ୍ରୀଷ୍ଟଙ୍କ ପାଇଁ କରୁଛି। 6 ତୁମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କର ହେବା ପାଇଁ ଡକା ଯାଇଛ।
7 ତୁମ୍ଭେମାନେ ପରମେଶ୍ୱରଙ୍କ ପବିତ୍ର ଲୋକ ବୋଲି ବଛା ଯାଇ ଥିବାରୁ, ମୁଁ ତୁମ୍ଭମାନଙ୍କୁ ଏହି ପତ୍ର ଲେଖୁଛି। ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତିପ୍ରାପ୍ତ ହେଉ।
ଆମ୍ଭ ପରମପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କୁ ମିଳୁ।
ଧନ୍ୟବାଦ ପ୍ରାର୍ଥନା
8 ସର୍ବପ୍ରଥମେ ମୁଁ କହିବାକୁ ଗ୍ଭହେଁ ଯେ ତୁମ୍ଭ ସମସ୍ତଙ୍କ ପାଇଁ ମୁଁ ମୋର ପରମେଶ୍ୱରଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଧନ୍ୟବାଦ ଦେଉଛି। ମୁଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଉଛି କାରଣ ତୁମ୍ଭମାନଙ୍କର ବିଶ୍ୱାସ ବିଷୟରେ ସାରା ସଂସାର ଚର୍ଚ୍ଚା କରୁଛି। 9 ପ୍ରତିଥର ମୁଁ ପ୍ରାର୍ଥନା କଲାବେଳେ ତୁମ୍ଭମାନଙ୍କୁ ସ୍ମରଣ କରୁଛି। 10 ପରମେଶ୍ୱର ଜାଣନ୍ତି ଯେ ଏହା ସତ୍ୟ। ପରମେଶ୍ୱରଙ୍କ ପୁତ୍ରଙ୍କ ବିଷୟରେ ସୁସମାଗ୍ଭର ଲୋକମାନଙ୍କୁ ଶୁଣାଇବା ଦ୍ୱାରା ମୁଁ ପରମେଶ୍ୱରଙ୍କୁ ମୋ’ ଅନ୍ତରର ସହ ଉପାସନା କରୁଛି। ମୁଁ ପ୍ରାର୍ଥନା କରେ ଯେ, ତୁମ୍ଭମାନଙ୍କ ପାଖକୁ ଯିବା ପାଇଁ ମୋତେ ଅନୁମତି ମିଳୁ। ପରମେଶ୍ୱର ଇଚ୍ଛା କଲେ ଏହା ସମ୍ଭବ ହେବ। 11 ମୁଁ ତୁମ୍ଭମାନଙ୍କୁ ଦେଖିବାକୁ ବହୁତ ଇଚ୍ଛା କରେ। ତୁମ୍ଭମାନଙ୍କୁ କିଛି ଆତ୍ମିକ ଅନୁଗ୍ରହଦାନ ଦେଇ ଶକ୍ତିଶାଳୀ କରାଇବା ମୋର ଇଚ୍ଛା। 12 ମୋର କହିବାର ଅର୍ଥ ଏହି ଯେ ଆମ୍ଭେମାନେ ଏକଆରେକକୁ ନିଜ ନିଜର ବିଶ୍ୱାସ ଦ୍ୱାରା ସାହାଯ୍ୟ କରିବା। ତୁମ୍ଭମାନଙ୍କ ବିଶ୍ୱାସ ମୋତେ ଓ ମୋ’ ବିଶ୍ୱାସ ତୁମ୍ଭମାନଙ୍କୁ ସାହାଯ୍ୟ କରିବ।
13 ଭାଇ ଓ ଭଉଣୀମାନେ, ମୁଁ ତୁମ୍ଭମାନଙ୍କୁ ଜଣାଇବାକୁ ଗ୍ଭହେଁ ଯେ, ପୂର୍ବରୁ ମୁଁ ବହୁତ ଥର ତୁମ୍ଭମାନଙ୍କ ପାଖକୁ ଆସିବାକୁ ଚେଷ୍ଟା କରିଛି, କିନ୍ତୁ ଏପର୍ଯ୍ୟନ୍ତ ମୁଁ ତୁମ୍ଭମାନଙ୍କ ପାଖକୁ ଆସିବାକୁ ବାଧା ପାଇଛି। ତୁମ୍ଭମାନଙ୍କୁ ଆତ୍ମିକ ଭାବରେ ବଢ଼ିବାରେ ସାହାଯ୍ୟ କରିବା ପାଇଁ ମୁଁ ଆସିବାକୁ ଇଚ୍ଛା କରିଥିଲି। ଅନ୍ୟ ଅଣଯିହୂଦୀମାନଙ୍କୁ ମୁଁ ଯେପରି ସାହାଯ୍ୟ କରିଥିଲି, ସେହିପରି ତୁମ୍ଭମାନଙ୍କୁ ମୁଁ ସାହାଯ୍ୟ କରିବାକୁ ଗ୍ଭହେଁ।
14 ମୁଁ ଗ୍ରୀକ୍ ବା ବର୍ବର, ବୁଦ୍ଧିମାନ ବା ମୂର୍ଖ ସମସ୍ତଙ୍କୁ ସେବା କରିବାକୁ ଉଚିତ୍ ମନେ କରେ। 15 ସେଥିପାଇଁ ମୁଁ ରୋମରେ ରହୁଥିବା ତୁମ୍ଭ ସମସ୍ତଙ୍କୁ ସୁସମାଗ୍ଭର ଦେବାକୁ ଇଚ୍ଛା କରୁଛି।
16 ମୁଁ ଏହି ସୁସମାଗ୍ଭର ପାଇଁ ଗର୍ବ ଅନୁଭବ କରୁଛି। ଏହି ସୁସମାଗ୍ଭର ହେଉଛି ଶକ୍ତି, ଯାହାଦ୍ୱାରା ପରମେଶ୍ୱର ତାହାଙ୍କୁ ବିଶ୍ୱାସ କରୁଥିବା ପ୍ରତ୍ୟେକ ଲୋକଙ୍କୁ ଉଦ୍ଧାର କରନ୍ତି। ପ୍ରଥମେ ଯିହୂଦୀମାନଙ୍କୁ ଓ ପରେ ଅଣଯିହୂଦୀମାନଙ୍କୁ ମଧ୍ୟ। 17 ପରମେଶ୍ୱର ଲୋକମାନଙ୍କୁ କିପରି ତାଙ୍କ ପାଇଁ ଧାର୍ମିକ କରନ୍ତି ତାହା ସୁସମାଗ୍ଭର ଦର୍ଶାଇ ଥାଏ। ବିଶ୍ୱାସ ଦ୍ୱାରା ପରମେଶ୍ୱରଙ୍କ ପାଇଁ ଧାର୍ମିକତା ଆରମ୍ଭ ହୁଏ ଓ ବିଶ୍ୱାସରେ ଶେଷ ହୁଏ। ଯେପରି ଧର୍ମଶାସ୍ତ୍ରରେ କୁହାଯାଇଛି, “ବିଶ୍ୱାସ ଦ୍ୱାରା ଧାର୍ମିକ ଅନନ୍ତକାଳ ଜୀବିତ ରହେ।” [a]
ସମସ୍ତେ ପାପ କରିଛନ୍ତି
18 ପରମେଶ୍ୱରଙ୍କ କ୍ରୋଧ ସ୍ୱର୍ଗରୁ ପ୍ରକାଶିତ ହୋଇଛି। ଲୋକମାନଙ୍କ ଦ୍ୱାରା ପରମେଶ୍ୱରଙ୍କ ବିରୁଦ୍ଧରେ କରାଯାଇଥିବା ପ୍ରତ୍ୟେକ କୁକର୍ମ ଓ ମନ୍ଦକର୍ମ ପାଇଁ ପରମେଶ୍ୱର କ୍ରୋଧ କରନ୍ତି। ସେମାନଙ୍କ ପାଖରେ ସତ୍ୟ ଅଛି, କିନ୍ତୁ ସେମାନେ ନିଜର ମନ୍ଦ ଜୀବନ ଦ୍ୱାରା ତାହା ଲୁଗ୍ଭନ୍ତି। 19 ପରମେଶ୍ୱରଙ୍କ ବିଷୟକ ସମସ୍ତ ଜ୍ଞାନ ଲୋକମାନଙ୍କ ପାଇଁ ସ୍ପଷ୍ଟ କରା ଯାଇ ସାରିଥିବାରୁ, ପରମେଶ୍ୱର ତାହାଙ୍କର କ୍ରୋଧ ଦେଖାନ୍ତି। ପ୍ରକୃତରେ, ପରମେଶ୍ୱର ନିଜ ବିଷୟରେ ଯାହା ଜଣାଇବା କଥା ସେ ସମସ୍ତ କଥା ସ୍ପଷ୍ଟ ଭାବରେ ଦେଖାଇ ଦେଇଛନ୍ତି।
20 ପରମେଶ୍ୱରଙ୍କ ବିଷୟରେ କେତେକ ତଥ୍ୟ ଲୋକେ ଦେଖି ପାରିବେ ନାହିଁ। ତାହାଙ୍କର ଅନନ୍ତ ଶକ୍ତି ଓ ପରମେଶ୍ୱରତ୍ୱ ତାହାଙ୍କୁ ପରମେଶ୍ୱର ବୋଲି ପ୍ରମାଣିତ କରୁଥିବା ସମସ୍ତ କଥା। କିନ୍ତୁ ଜଗତର ସୃଷ୍ଟିର ଆରମ୍ଭରୁ ସେଗୁଡ଼ିକ ଲୋକମାନଙ୍କ ବୁଝିବା ପାଇଁ ସହଜ କରାଯାଇଛି। ଏଗୁଡ଼ିକ ପରମେଶ୍ୱର ସୃଷ୍ଟି କରିଥିବା ବସ୍ତୁଗୁଡ଼ିକରୁ ସ୍ପଷ୍ଟ ହୋଇ ଥାଏ। ସେଥିପାଇଁ ମନ୍ଦ କାର୍ଯ୍ୟ କରିବା ପାଇଁ ଲୋକମାନଙ୍କ ପାଖରେ କୌଣସି ବାହାନା ନାହିଁ।
21 ଲୋକେ ପରମେଶ୍ୱରଙ୍କୁ ଜାଣିଥିଲେ। କିନ୍ତୁ ସେମାନେ ପରମେଶ୍ୱରଙ୍କୁ ଗୌରବ ଦେଲେ ନାହିଁ ଓ ତାହାଙ୍କୁ ଧନ୍ୟବାଦ ଜଣାଇଲେ ନାହିଁ। ଲୋକଙ୍କ ଚିନ୍ତାଧାରା ନିରର୍ଥକ ହେଲା। ସେମାନଙ୍କର ଜ୍ଞାନ ଅନ୍ଧକାରରେ ଭରିଗଲା। 22 ଲୋକେ ନିଜକୁ ବୁଦ୍ଧିମାନ ବୋଲି କହିଲେ କିନ୍ତୁ ପ୍ରକୃତରେ ସେମାନେ ମୂର୍ଖ ହୋଇଗଲେ। 23 ସେମାନେ ପରମେଶ୍ୱରଙ୍କ ଚିରସ୍ଥାୟୀ ମହିମାକୁ ଛାଡ଼ି ଦେଲେ। ଲୋକେ ସେହି ମହିମାକୁ ମୂର୍ତ୍ତିପୂଜା ଦ୍ୱାରା ବେପାର କଲେ। ଲୋକେ ଏହି ମୂର୍ତ୍ତିଗୁଡ଼ିକୁ ପକ୍ଷୀ, ପଶୁ ଓ ପରୀସୃପ ରୂପ ପ୍ରଦାନ କଲେ।
24 ଲୋକେ ସର୍ବଦା ମନ୍ଦ କର୍ମ କରିବାକୁ ଇଚ୍ଛା କଲେ। ସେମାନେ ପାପରେ ପୂର୍ଣ୍ଣ ଥିଲେ। ପରମେଶ୍ୱର ସେମାନଙ୍କୁ ନିଜର ପାପ ମାର୍ଗରେ ଯିବା ପାଇଁ ଛାଡ଼ି ଦେଲେ। ସେଥିପାଇଁ ସେମାନେ ଯୌନପାପରେ ପରିପୂର୍ଣ୍ଣ ହେଲେ ଓ ନିଜ ନିଜ ଶରୀରକୁ ପରସ୍ପର ସହିତ ମନ୍ଦ କର୍ମରେ ନିୟୋଜିତ ରଖିଲେ, ଯା’ଦ୍ୱାରା ସେମାନଙ୍କ ଶରୀର ନିନ୍ଦିତ ହେଲା। 25 ଲୋକେ ପରମେଶ୍ୱରଙ୍କ ସତ୍ୟ ବଦଳରେ ମିଥ୍ୟାକୁ ଗ୍ରହଣ କଲେ। ସେମାନେ ସୃଷ୍ଟ ବସ୍ତୁଗୁଡ଼ିକର ଉପାସନା ଓ ସେବା କଲେ। ସେମାନେ ଏହି ବସ୍ତୁ ଗୁଡ଼ିକର ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କୁ ଉପାସନା କଲେ ନାହିଁ। ପରମେଶ୍ୱର ସର୍ବଦା ପ୍ରଶଂସାର ପାତ୍ର। ଆମେନ୍।
26 ସେଥିପାଇଁ ପରମେଶ୍ୱର ସେମାନଙ୍କୁ ସେହି ଲଜ୍ଜାଜନକ କାର୍ଯ୍ୟ କରିବା ପାଇଁ ଛାଡ଼ି ଦେଲେ। 27 ସେହିଭଳି ପୁରୁଷମାନେ ମଧ୍ୟ ସ୍ତ୍ରୀମାନଙ୍କ ସ୍ୱାଭାବିକ ସଙ୍ଗ ଛାଡ଼ି ପରସ୍ପର ଭିତରେ କାମନାରେ ଲିପ୍ତ ହେଲେ। ପୁରୁଷମାନେ ଅନ୍ୟ ପୁରୁଷମାନଙ୍କ ସହିତ ଅଶୋଭନୀୟ ବ୍ୟବହାର କଲେ। ନିଜର ମନ୍ଦ କାର୍ଯ୍ୟ ପାଇଁ ସେମାନେ ନିଜ ଦେହରେ ଦଣ୍ଡ ଭୋଗିଲେ।
28 ପରମେଶ୍ୱରଙ୍କ ବିଷୟରେ ପ୍ରକୃତ ଜ୍ଞାନ ପ୍ରାପ୍ତ କରିବାକୁ ଲୋକେ ଗୁରୁତ୍ୱ ଦେଲେ ନାହିଁ। ସେଥିପାଇଁ ପରମେଶ୍ୱର ସେମାନଙ୍କୁ ସେମାନଙ୍କ ବିକୃତ ଚିନ୍ତାରେ ରହିବାକୁ ଛାଡ଼ି ଦେଲେ ଓ ସେମାନେ ଅନୁଚିତ୍ କର୍ମକରି ରହିଲେ। 29 ସେହି ଲୋକମାନେ ସମସ୍ତ ପ୍ରକାରର ପାପ, ମନ୍ଦଭାବନା, ସ୍ୱାର୍ଥ ଓ ଘୃଣାରେ ପରିପୂର୍ଣ୍ଣ ଥିଲେ। ସେମାନେ ହତ୍ୟା, ଝଗଡ଼ା, ମିଛ, ଚ୍ଛନ୍ଦ-କପଟତା ଓ ଅନ୍ୟମାନଙ୍କର ମନ୍ଦ ଚିନ୍ତାରେ ବୁଡ଼ି ରହନ୍ତି। 30 ସେମାନେ ପରଚର୍ଚ୍ଚା କରନ୍ତି, ପରନିନ୍ଦା କରନ୍ତି ଓ ଏକ ଆରେକ ବିରୁଦ୍ଧରେ ମନ୍ଦକଥା କୁହନ୍ତି। ସେମାନେ ପରମେଶ୍ୱରଙ୍କୁ ଘୃଣା କରନ୍ତି। ସେମାନେ ଉଦ୍ଧତ, ଆତ୍ମଗର୍ବୀ ଓ ଅହଂକାରୀ। ସେମାନେ ମନ୍ଦକର୍ମ କରିବା ପାଇଁ ବାଟ ଖୋଜୁ ଥା’ନ୍ତି। 31 ସେମାନେ ନିଜର ପିତାମାତାଙ୍କୁ ମାନନ୍ତି ନାହିଁ । ସେମାନେ ମୂର୍ଖ ସେମାନେ ନିଜର କଥା ରଖନ୍ତି ନାହିଁ ଓ ସେମାନେ ଅନ୍ୟ ଲୋକମାନଙ୍କ ପ୍ରତି ଦୟାଭାବ ପ୍ରଦର୍ଶନ କରନ୍ତି ନାହିଁ। 32 ସେମାନେ ପରମେଶ୍ୱରଙ୍କ ବ୍ୟବସ୍ଥା ଜାଣନ୍ତି। ସେମାନେ ଜାଣନ୍ତି ଯେ ପରମେଶ୍ୱରଙ୍କ ବ୍ୟବସ୍ଥା କୁହେ, ଯେଉଁ ଲୋକ ଏହିଭଳି ଜୀବନଯାପନ କରୁଛି, ସେ ମରିବା ଉଚିତ୍। କିନ୍ତୁ ସେମାନେ ଏହି ମନ୍ଦକାର୍ଯ୍ୟ ଗୁଡ଼ିକ କରି ଗ୍ଭଲନ୍ତି। ଯେଉଁ ଲୋକମାନେ ଏହିଭଳି କାମ କରନ୍ତି, ସେମାନଙ୍କୁ ମଧ୍ୟ ସେମାନେ ସମର୍ଥନ କରନ୍ତି।
2010 by World Bible Translation Center