M’Cheyne Bible Reading Plan
ଯାକୁବ ତାଙ୍କର ପୁତ୍ରମାନଙ୍କୁ ଆଶୀର୍ବାଦ କଲେ
49 ଏହା ପରେ ଯାକୁବ ତାଙ୍କର ପୁତ୍ରମାନଙ୍କୁ ଆପଣା ନିକଟକୁ ଡକାଇଲେ। ସେ କହିଲେ, “ହେ ମୋର ପୁତ୍ରଗଣ, ମୋ’ ନିକଟକୁ ଆସ। ଭବିଷ୍ୟତ କଥା ମୁଁ ତୁମ୍ଭମାନଙ୍କୁ କହିବି।
2 “ହେ ଯାକୁବର ପୁତ୍ରଗଣ ଏକତ୍ର ହୋଇ ମୋ’ କଥା ଶୁଣ।
ତୁମ୍ଭେମାନେ ତୁମ୍ଭର ପିତା, ଇସ୍ରାଏଲଙ୍କ କଥା ଶୁଣ।
ରୁବେନ୍
3 “ହେ ମୋର ପ୍ରଥମ ପୁତ୍ର ରୁବେନ୍,
ତୁମ୍ଭେ ମୋର ପ୍ରଥମଜାତ ପୁତ୍ର।
ତୁମ୍ଭେ ମୋର ବଳ ଓ ଶକ୍ତିର ପ୍ରଥମ ଫଳ
ଏବଂ ପୁଣି ମୋର ପୁତ୍ରମାନଙ୍କ ମଧ୍ୟରେ
ତୁମ୍ଭେ ସବୁଠୁଁ ସମ୍ମାନିତ ଏବଂ ଶକ୍ତିଶାଳୀ ଥିଲ।
4 କିନ୍ତୁ ତୁମ୍ଭର ଆବେଗ ବନ୍ୟା ତୁଲ୍ୟ ଥିଲା, ତୁମ୍ଭେ ନିୟନ୍ତ୍ରଣ କରିପାରିଲ ନାହିଁ।
ତୁମ୍ଭର ପ୍ରଧାନତା ରହିବ ନାହିଁ।
କାରଣ ତୁମ୍ଭେ ଆପଣା ପିତୃଶଯ୍ୟାକୁ ଗମନ କଲ।
ତେବେ ତାହା ଅଶୁଚି କଲ।
ଶିମିୟୋନ ଓ ଲେବୀ
5 “ଶିମିୟୋନ ଓ ଲେବୀ ଦୁଇ ସହୋଦର,
ସେମାନଙ୍କର ଖଡ଼୍ଗ ଦୌରାତ୍ମ୍ୟର ଅସ୍ତ୍ର।
6 ସେମାନେ ଗୁପ୍ତରେ ମନ୍ଦ ଯୋଜନା କରନ୍ତି।
ହେ ମୋର ପ୍ରାଣ ସେମାନଙ୍କର ଗୁପ୍ତ ମନ୍ତ୍ରଣାରେ ପ୍ରବେଶ କର ନାହିଁ।
ସେମାନଙ୍କ ସଭାରେ ମିଳିତ ହୁଅ ନାହିଁ, କାରଣ ସେମାନେ କ୍ରୋଧିତ ଥିଲାବେଳେ ମନୁଷ୍ୟମାନଙ୍କୁ ହତ୍ୟା
ଏବଂ ସେମାନଙ୍କ ଆନନ୍ଦ ପାଇଁ ବଳଦଗୁଡ଼ିକୁ ହତ୍ୟା କଲେ।
7 ସେମାନଙ୍କ କ୍ରୋଧ ଅଭିଶପ୍ତ ହେଉ।
କାରଣ ତାହା ପ୍ରଚଣ୍ଡ ଥିଲା।
ସେମାନଙ୍କ କୋପ ଅଭିଶପ୍ତ ହେଉ,
କାରଣ ତାହା ନିଷ୍ଠୁର ଥିଲା।
ମୁଁ ଯାକୁବ ମଧ୍ୟରେ ସେମାନଙ୍କୁ ବିଭାଗ କରିବି।
ଏବଂ ଇସ୍ରାଏଲ ମଧ୍ୟରେ ଛିନ୍ନଭିନ୍ନ କରିବି।
ଯିହୁଦା
8 “ଯିହୁଦା, ତୁମ୍ଭର ଭାଇମାନେ ତୁମ୍ଭର ପ୍ରଶଂସା କରିବେ।
ତୁମ୍ଭେ ତୁମ୍ଭର ଶତ୍ରୁମାନଙ୍କୁ ପରାସ୍ତ କରିବ।
ତୁମ୍ଭର ଭାଇମାନେ ତୁମ୍ଭକୁ ପ୍ରଣାମ କରିବେ।
9 ଯିହୁଦା ଏକ ସିଂହ ପରି ଅଟେ।
ହେ ମୋହର ପୁତ୍ର, ତୁମ୍ଭେ ତୁମ୍ଭର ଶିକାରକୁ ବଧ କରିଛ।
ସେ ବିଶ୍ରାମ ନେବା ପାଇଁ ଗଡ଼ିପଡ଼େ।
ସେ ସିଂହ ଓ ସିଂହୀର ନ୍ୟାୟ ଶୟନ କଲା।
କେହି ତାହାକୁ ଉଠାଇ ପାରବ ନାହିଁ।
10 ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ
ଓ ତା’ର ଚରଣ ଦ୍ୱୟ ମଧ୍ୟରୁ
ବିଗ୍ଭରକର୍ତ୍ତାର ଯଷ୍ଟି ଯିବ ନାହିଁ।
ତା’ର ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।
11 ସେ ଦ୍ରାକ୍ଷାଲତା ନିକଟରେ ଆପଣା ଗଧକୁ ବାନ୍ଧିଲେ।
ସେ ଉତ୍ତମ ଦ୍ରାକ୍ଷାଲତା ନିକଟରେ ଆପଣା ଗଧର ଛୁଆକୁ ବାନ୍ଧିବ।
ସେ ଦ୍ରାକ୍ଷାରସରେ ଆପଣା ଉତ୍ତରୀୟ ବସ୍ତ୍ର ଓ ଆପଣା ପରିଧେୟ ବସ୍ତ୍ର ଧୋଇବ।
12 ତା’ର ଚକ୍ଷୁ ଅଙ୍ଗୁର ରସଠାରୁ ଅଧିକ ଲାଲ
ଏବଂ ତା’ର ଦାନ୍ତ ଦୁଧଠାରୁ ଅଧିକ ଧବଳ ହେବ।
ସବୂଲୂନ୍
13 “ସବୂଲୂନ୍ ସମୁଦ୍ର କୂଳରେ ବାସ କରିବ।
ସେ ଜାହାଜର ଆଶ୍ରିତ ବନ୍ଦର ହେବ।
ପୁଣି ସୀଦୋନ ପର୍ଯ୍ୟନ୍ତ ତାହାର ଅଧିକାର ସୀମା ହେବ।
ଇଷାଖର
14 “ସେ ଗୋଟିଏ ଗଧ ପରି କଠିନ ପରିଶ୍ରମ କରିବ।
ଭାରି ବୋଝ ବହିଲା ପରେ ସେ ଶୁଏ।
15 ସେ ବିଶ୍ରାମ ସ୍ଥାନକୁ ଉତ୍ତମ
ଓ ଦେଶକୁ ସୁରମ୍ୟ ଦେଖିବ।
ଏହା ପରେ ସେ ଭାରି ଭାର ବୋହିବା ପାଇଁ ରାଜି ହେବ।
ସେ ବେଠିକାମ କରିବାକୁ ରାଜି ହେବ।
ଦାନ
16 “ଦାନ, ଇସ୍ରାଏଲର ଅନ୍ୟାନ୍ୟ ବଂଶ ତୁଲ୍ୟ ହୋଇ
ଆପଣା ଆପଣା ଲୋକମାନଙ୍କର ବିଗ୍ଭର କରିବ।
17 ଦାନ ପଥସ୍ଥିତ ସର୍ପ ତୁଲ୍ୟ
ଓ ମାର୍ଗସ୍ଥିତ ବିଷଧର ସାପ ତୁଲ୍ୟ।
ଯେ କି ଘୋଡ଼ାମାନଙ୍କର ପାଦକୁ ଦଂଶନ କଲେ
ଅଶ୍ୱାରୋହୀମାନେ ଭୂମିରେ ଲୋଟନ୍ତି।
18 “ହେ ସଦାପ୍ରଭୁ, ମୁଁ ତୁମ୍ଭ ଦ୍ୱାରା ପରିତ୍ରାଣର ଅପେକ୍ଷାରେ ଅଛି।
ଗାଦ୍
19 “ସୈନ୍ୟଦଳ ଗାଦକୁ ଆକ୍ରମଣ କରିବେ।
କିନ୍ତୁ ଗାଦ୍ ସେମାନଙ୍କୁ ପଛରୁ ଆକ୍ରମଣ କରିବ।
ଆଶେର
20 “ଆଶେର ଉତ୍ତମ ଖାଦ୍ୟ ଉତ୍ପନ୍ନ କରିବ।
ସେ ରାଜାଙ୍କୁ ରାଜକୀୟ ଭକ୍ଷ୍ୟ ଯୋଗାଇବ।
ନପ୍ତାଲି
21 “ନପ୍ତାଲି ଏକ ମନୋହର ହରିଣୀ ସ୍ୱରୂପ,
ସେ ଆନନ୍ଦଦାୟକ ବାକ୍ୟ କହିବ।
ଯୋଷେଫ
22 “ଯୋଷେଫ ଫଳଦାୟୀ ବୃକ୍ଷର ପଲ୍ଲବ।
ସେ ନିର୍ଝର ଫଳଦାୟୀ ବୃକ୍ଷର ପଲ୍ଲବ ସ୍ୱରୂପ।
ତା’ର ଶାଖା ସକଳ ପ୍ରାଚୀର ଉପରେ ଚଢ଼ିବ।
23 ଧନୁର୍ଦ୍ଧରମାନେ ତାଙ୍କୁ ଅତିଶୟ କ୍ଳେଶ ଦେଇଛନ୍ତି।
ପୁଣି ବାଣ ବିନ୍ଧି ତାକୁ ତାଡ଼ନା କରିଛନ୍ତି।
24 କିନ୍ତୁ ତାହାର ଧନୁ ଦୃଢ଼ ଥିଲା
ଏବଂ ତାହାର ବାହୁ ଯାକୁବର ଶକ୍ତିଶାଳୀ
ପରମେଶ୍ୱର ଇସ୍ରାଏଲର ମେଷପାଳକଠାରୁ
କୌଶଳ ପ୍ରାପ୍ତ ହୋଇଥିଲା।
25 ପୈତୃକ ପରମେଶ୍ୱର, ସାହାଯ୍ୟ କରିବେ
ଏବଂ ସର୍ବଶକ୍ତିମାନ ପରମେଶ୍ୱର ସ୍ୱର୍ଗରୁ
ତୁମ୍ଭଙ୍କୁ ଆଶୀର୍ବାଦ ଦେବେ।
ଆକାଶରୁ, ଗଭୀର ସାଗରରୁ, ଗର୍ଭାଶୟ ସ୍ତନ
ବାରିଧିରୁ ମଙ୍ଗଳ ଦେଇ ତୁମ୍ଭକୁ ଆଶୀର୍ବାଦ କରିବେ।
26 ତୁମ୍ଭର ପିତାଙ୍କ ଆଶୀର୍ବାଦ
ପ୍ରାଚୀନ ପର୍ବତଠାରୁ ଅଧିକ ଏବଂ ଭଲ ବିଷୟ
ଚିରସ୍ଥାୟୀ ପର୍ବତର ସୀମା ପର୍ଯ୍ୟନ୍ତ ହେବ।
ଯୋଷେଫ ଯିଏ କି ତାଙ୍କ ଭାଇମାନଙ୍କଠାରୁ ଭିନ୍ନ ସେହି ଆଶୀର୍ବାଦ ସମସ୍ତ ଭୋଗ କରୁ।
ବିନ୍ୟାମୀନ
27 “ବିନ୍ୟାମୀନ ଏକ ଭୋକିଲା ଗଧିଆ ତୁଲ୍ୟ।
ପ୍ରଭାତରେ ସେ ଶିକାର କରି ଖାଏ।
ଅବଶିଷ୍ଟାଂଶ ସନ୍ଧ୍ୟାରେ ସେ ଦୁହେଁ ଭାଗ କରନ୍ତି।”
28 ଏମାନେ ଇସ୍ରାଏଲର ଦ୍ୱାଦଶ ଗୋଷ୍ଠୀ। ଏମାନଙ୍କ ପିତା ଆଶୀର୍ବାଦ କରିବା ବେଳେ ଏହି କଥା କହି, ଏମାନଙ୍କର ପ୍ରତି ଜଣକୁ ବିଶେଷ ଆଶୀର୍ବାଦ କଲେ। 29 ଏହା ପରେ ଇସ୍ରାଏଲ ତାଙ୍କୁ ନିର୍ଦ୍ଦେଶ ଦେଇ କହିଲେ, “ମୁଁ ଯେତେବେଳେ ମରିବି, ମୋର ପୂର୍ବପୁରୁଷମାନଙ୍କ ସହିତ ମୋତେ ଇଫ୍ରୋଣର ହେତୀୟ କ୍ଷେତରେ କବର ଦିଅ। 30 ଯେଣୁ ଅବ୍ରହାମ କବର ସ୍ଥାନର ଅଧିକାର ନିମନ୍ତେ କିଣାନ ଦେଶରେ ମମ୍ରିର ସମ୍ମୁଖସ୍ଥ ଯେଉଁ ମକ୍ପେଲାର କ୍ଷେତ୍ର ହେତୀୟ ଇଫ୍ରୋଣଠାରୁ କିଣିଥିଲେ। ସେହି ହେତୀୟ ଇଫ୍ରୋଣର କ୍ଷେତ୍ରସ୍ଥିତ ଗୁହାରେ ମୋର ପୂର୍ବପୁରୁଷମାନଙ୍କ ନିକଟରେ ମୋତେ କବର ଦେବ। 31 ଅବ୍ରହାମ ଏବଂ ତାଙ୍କ ସ୍ତ୍ରୀ ସାରା ସେଠାରେ କବର ପ୍ରାପ୍ତ ହୋଇଛନ୍ତି। ଇସ୍ହାକ ଓ ତାଙ୍କର ସ୍ତ୍ରୀ ରିବିକା ସେହିଠାରେ କବର ନେଇଛନ୍ତି। ମୁଁ ସେହି ସ୍ଥାନରେ ଲେୟାକୁ କବର ଦେଇଛି। 32 ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥ ଗୁହା ହେତୀୟ ସନ୍ତାନମାନଙ୍କଠାରୁ କିଣା ହୋଇଅଛି।” 33 ଯାକୁବ ତାଙ୍କର ପିଲାମାନଙ୍କ ସହିତ କଥାବାର୍ତ୍ତା କଲା ପରେ, ସେ ଶଯ୍ୟାରେ ଦୁଇପାଦ ଏକତ୍ର ବିଛଣା ଭିତରକୁ କରି ପ୍ରାଣତ୍ୟାଗ କଲେ।
ଯୀଶୁଙ୍କ ଜନ୍ମ(A)
2 ସେହି ସମୟରେ ରୋମୀୟ ଶାସନ ଅନ୍ତର୍ଗତ ସମସ୍ତ ଦେଶର ଲୋକମାନଙ୍କ ଉଦ୍ଦେଶ୍ୟରେ କାଇସର ଅଗଷ୍ଟଙ୍କର ଗୋଟିଏ ଆଜ୍ଞା ଘୋଷଣା କରାଗଲା। ଆଜ୍ଞାଟି କୁହେ ଯେ, ସମସ୍ତେ ଜନଗଣନା ପାଇଁ ନିଜ ନିଜ ନାମର ପଞ୍ଜୀକରଣ କରିବେ। 2 ଏହା ପ୍ରଥମ ଜନଗଣନା ଥିଲା। କ୍ୱିରୀଣିୟ ସୁରିୟାର ରାଜ୍ୟପାଳ ଥିବା ସମୟରେ ଏହା ହେଲା। 3 ତେଣୁ ପ୍ରତ୍ୟେକ ଲୋକ ନାମ ପଞ୍ଜୀକରଣ କରିବା ପାଇଁ ନିଜ ନିଜ ନଗରକୁ ଗଲେ।
4 ଯୋଷେଫ ଦାଉଦଙ୍କ ବଂଶର ହୋଇଥିବାରୁ ସେ ଗାଲିଲୀର ନାଜରିତ ନଗରରୁ ଯିହୂଦା ପ୍ରଦେଶର ବେଥ୍ଲେହିମକୁ ଗଲେ। ବେଥ୍ଲେହିମ ନଗର ଦାଉଦଙ୍କ ନଗର ନାମରେ ପରିଚିତ ଥିଲା। 5 ଯୋଷେଫ ମରିୟମଙ୍କ ସହିତ ନାମ ପଞ୍ଜୀକରଣ କଲେ, କାରଣ ମରିୟମଙ୍କ ସହିତ ତାହାଙ୍କର ବିବାହ ନିର୍ବନ୍ଧ ହୋଇ ସାରିଥିଲା। ମରିୟମ ସେତେବେଳେ ଗର୍ଭବତୀ ଥିଲେ। 6 ଯୋଷେଫ ଓ ମରିୟମ ବେଥ୍ଲେହିମରେ ଥିବା ସମୟରେ ମରିୟମଙ୍କର ପ୍ରସବ ସମୟ ଆସିଲା। 7 ସେ ତାହାଙ୍କର ପ୍ରଥମଜାତ ପୁତ୍ର ସନ୍ତାନକୁ ଜନ୍ମ ଦେଲେ। ସେମାନେ ରହିବାକୁ ଚଟିଘରେ ଆଉ ଜାଗା ନ ଥିଲା। ତେଣୁ ମରିୟମ ଶିଶୁଟିକୁ ଲୁଗାପଟାରେ ଗୁଡ଼ାଇ ଗୁହାଳରେ ଗୋରୁ କୁଣ୍ଡରେ ରଖିଦେଲେ।
ମେଷପାଳକମାନେ ଯୀଶୁଙ୍କ ଜନ୍ମ ଖବର ପାଇଲେ
8 ସେହି ରାତିରେ କେତେକ ମେଷପାଳକ ସେମାନଙ୍କର ମେଣ୍ଢାଗୁଡ଼ିକୁ ରାତିସାରା ପଦାରେ ଜଗି ରହିଥିଲେ। 9 ପ୍ରଭୁଙ୍କର ଜଣେ ଦୂତ ମେଷପାଳକମାନଙ୍କ ସମ୍ମୁଖରେ ଠିଆ ହେଲେ। ପ୍ରଭୁଙ୍କର ଗୌରବର ଜ୍ୟୋତିଃ ସେମାନଙ୍କର ଚତୁର୍ଦ୍ଦିଗରେ ଝଲକି ଉଠିଲା। 10 ମେଷପାଳକମାନେ ଅତ୍ୟନ୍ତ ଭୟଭୀତ ହୋଇଗଲେ। ସ୍ୱର୍ଗଦୂତ ସେମାନଙ୍କୁ କହିଲେ, “ଭୟ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କ ପାଇଁ ଅତ୍ୟନ୍ତ ଶୁଭ ସମାଗ୍ଭର ଆଣିଛି। ତାହା ସବୁଲୋକଙ୍କ ପାଇଁ ମହା ଆନନ୍ଦ ଆଣିଦେବ। 11 କାରଣ ଆଜି ଦାଉଦଙ୍କ ନଗରରେ ତୁମ୍ଭମାନଙ୍କର ତ୍ରାଣକର୍ତ୍ତା ପ୍ରଭୁ ଯୀଶୁ ଜନ୍ମ ଗ୍ରହଣ କରିଛନ୍ତି। 12 ତୁମ୍ଭେମାନେ ତାହାଙ୍କୁ ଚିହ୍ନି ପାରିବା ପାଇଁ ଏହା ହେଉଛି ସଙ୍କେତ: “ତୁମ୍ଭେମାନେ ଗୋଟିଏ ଶିଶୁକୁ କନାରେ ଗୁଡ଼ାଇ ହୋଇ ଗୋରୁ କୁଣ୍ଡରେ ଶୋଇଥିବାର ଦେଖିବ।”
13 ସେହି ସମୟରେ ସ୍ୱର୍ଗରୁ ବହୁସଂଖ୍ୟାରେ ସ୍ୱର୍ଗଦୂତମାନେ ଆସି ସେହି ସ୍ୱର୍ଗଦୂତଙ୍କ ସହିତ ଯୋଗ ଦେଲେ। ସମସ୍ତ ସ୍ୱର୍ଗଦୂତ ଏହିପରି ପରମେଶ୍ୱରଙ୍କ ସ୍ତୁତି କରୁଥିଲେ:
14 “ସ୍ୱର୍ଗରେ ରହୁଥିବା ପରମେଶ୍ୱରଙ୍କ ଜୟ ହେଉ,
ଏବଂ ଏ ପୃଥିବୀରେ ଯେଉଁ ଲୋକମାନଙ୍କ ଉପରେ ପରମେଶ୍ୱର ପ୍ରସନ୍ନ ଅଛନ୍ତି, ସେ ସମସ୍ତଙ୍କୁ ଶାନ୍ତି ମିଳୁ।”
15 ସ୍ୱର୍ଗଦୂତମାନେ ମେଷପାଳକମାନଙ୍କୁ ଛାଡ଼ି ସ୍ୱର୍ଗକୁ ଫେରିଗଲେ। ମେଷପାଳକମାନେ ପରସ୍ପର କୁହାକୁହି ହେଲେ: “ଆମ୍ଭେମାନେ ବେଥ୍ଲେହିମ ଯିବା ଓ ଏହି ଯେଉଁ ଘଟଣା ଘଟିଛି ବୋଲି ପ୍ରଭୁ ଆମ୍ଭମାନଙ୍କୁ ଜଣାଇଲେ, ତାହା ଦେଖିବା।”
16 ତେଣୁ ସେମାନେ ଶୀଘ୍ର ଗଲେ ଓ ମରିୟମ ଏବଂ ଯୋଷେଫଙ୍କୁ ଖୋଜି ପାଇଲେ। ସେହି ଶିଶୁ ଗୋଟିଏ ଗୋରୁ କୁଣ୍ଡରେ ଶୋଇଥିଲେ। 17 ମେଷପାଳକମାନେ ଶିଶୁଙ୍କୁ ଦେଖିଲେ। ଏହି ଶିଶୁଙ୍କ ବିଷୟରେ ସ୍ୱର୍ଗଦୂତମାନେ ଯାହା କହିଥିଲେ, ତାହା ସେମାନେ ସମସ୍ତଙ୍କୁ କହିଲେ। 18 ମେଷପାଳକମାନେ ଯାହା କହିଲେ, ତାହା ଶୁଣି, ସମସ୍ତେ ଆଶ୍ଚର୍ଯ୍ୟ ହୋଇଗଲେ। 19 କିନ୍ତୁ ମରିୟମ ଏସବୁ କଥା ନିଜ ମନ ଭିତରେ ଗୋପନ ରଖି, ନିରନ୍ତର ଚିନ୍ତା କରିବାକୁ ଲାଗିଲେ। 20 ମେଷପାଳକମାନେ ନିଜ ମେଷମାନଙ୍କ ନିକଟକୁ ଫେରିଗଲେ ଏବଂ ଯାହାସବୁ ଶୁଣିଥିଲେ ଓ ଦେଖିଥିଲେ, ସେଥିପାଇଁ ପରମେଶ୍ୱରଙ୍କୁ ଗୌରବ ଦେଲେ ଓ ପ୍ରଶଂସା ଗାନ କଲେ। ସ୍ୱର୍ଗଦୂତମାନେ ଯେପରି କହିଥିଲେ, ସେମାନେ ପ୍ରତ୍ୟେକ ଜିନିଷକୁ ସେହିପରି ଦେଖିଲେ।
21 ଶିଶୁଟି ଆଠ ଦିନର ହେବାରୁ ତା’ର ସୁନ୍ନତ କରାଗଲା ଓ ତାହାଙ୍କର ନାମ ଯୀଶୁ ରଖାଗଲା। ସେ ଗର୍ଭରେ ରହି ବଢ଼ିବା ପୂର୍ବରୁ ସ୍ୱର୍ଗଦୂତ ତାହାଙ୍କୁ ଏହି ନାମ ଦେଇଥିଲେ।
ଯୀଶୁଙ୍କୁ ମନ୍ଦିରରେ ହାଜିର କରାଗଲା
22 ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଶୁଚି [a] ହେବାର ସମୟ ଆସିଲା। ଏହା ପରେ ଯୋଷେଫ ଓ ମରିୟମ ଯୀଶୁଙ୍କୁ ପ୍ରଭୁ ପରମେଶ୍ୱରଙ୍କ ନିକଟରେ ଉତ୍ସର୍ଗ କରିବା ପାଇଁ ଯିରୁଶାଲମକୁ ନେଇ ଆସିଲେ। 23 ପ୍ରଭୁଙ୍କ ‘ନିୟମ’ [b]ରେ ଲେଖାଅଛି: “ପରିବାରରେ ପ୍ରଥମ ପୁତ୍ରସନ୍ତାନ ଜନ୍ମ ହେଲେ ସେ ‘ପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ’ ହେବ।” [c] 24 ପ୍ରଭୁଙ୍କ ନିୟମରେ ଆହୁରି ମଧ୍ୟ ଲେଖାଅଛି: “ତୁମ୍ଭକୁ ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆ ମଧ୍ୟ ବଳି ଦେବାକୁ ହେବ।” [d] ତେଣୁ ଏହି ବ୍ୟବସ୍ଥା ଅନୁସାରେ ବଳି ଦେବା ନିମନ୍ତେ ଯୋଷେଫ ଓ ମରିୟମ ଯିରୁଶାଲମକୁ ଗଲେ।
ଶିମିୟୋନ ଯୀଶୁଙ୍କୁ ଦେଖାକଲେ
25 ଯିରୁଶାଲମରେ ଶିମିୟୋନ ନାମରେ ଜଣେ ଅତ୍ୟନ୍ତ ଧାର୍ମିକ ଓ ନିଷ୍ଠାପର ଭକ୍ତ ରହୁଥିଲେ। ଇସ୍ରାଏଲକୁ ସାନ୍ତ୍ୱନା କରିବା ନିମନ୍ତେ ପରମେଶ୍ୱର କେବେ ଆସିବେ, ସେହି ସମୟକୁ ସେ ଅପେକ୍ଷା କରି ରହିଥିଲେ। ପବିତ୍ରଆତ୍ମା ତାହାଙ୍କ ମଧ୍ୟରେ ଥିଲେ। 26 ପବିତ୍ରଆତ୍ମା ତାହାଙ୍କୁ କହି ଦେଇଥିଲେ ଯେ, ସେ ପ୍ରଭୁ ପରମେଶ୍ୱରଙ୍କଠାରୁ ଆଗତ ଖ୍ରୀଷ୍ଟଙ୍କ ଦର୍ଶନ ନ କରିବା ପୂର୍ବରୁ ତାହାଙ୍କର ମୃତ୍ୟୁ ହେବ ନାହିଁ। 27 ଆତ୍ମା ଶିମିୟୋନଙ୍କୁ ମନ୍ଦିରକୁ କଢ଼େଇ ଆଣିଲେ। ଯିହୂଦୀମାନଙ୍କ ବ୍ୟବସ୍ଥା ଅନୁସାରେ କାର୍ଯ୍ୟ କରିବା ପାଇଁ ଯୋଷେଫ ମରିୟମ ଶିଶୁ ଯୀଶୁଙ୍କୁ ସଙ୍ଗରେ ନେଇ ମନ୍ଦିରକୁ ଗଲେ। 28 ଶିମିୟୋନ ଶିଶୁ ଯୀଶୁଙ୍କୁ କୋଳକୁ ନେଇ ପରମେଶ୍ୱରଙ୍କ ସ୍ତୁତିଗାନ କରି କହିଲେ:
29 “ପ୍ରଭୁ, ଏବେ ତୁମ୍ଭେ କହିବା ଅନୁସାରେ ତୁମ୍ଭର ଏହି ଦାସକୁ ଶାନ୍ତିରେ ମରିବାକୁ ଦିଅ।
30 ମୁଁ ମୋ’ ଆଖିରେ ତୁମ୍ଭର ପରିତ୍ରାଣକୁ ଦେଖିଛି।
31 ତୁମ୍ଭେ ତାହାଙ୍କୁ ସମସ୍ତ ଲୋକଙ୍କ ଆଗରେ ପ୍ରସ୍ତୁତ କରିଛ।
32 ସେ ଅଣଯିହୂଦୀମାନଙ୍କୁ ତୁମ୍ଭରି ପଥ ଦେଖାଇବା ପାଇଁ ଆଲୋକ ଅଟନ୍ତି
ଓ ସେ ତୁମ୍ଭର ଲୋକମାନଙ୍କ ପାଇଁ ଗୌରବ ଆଣିବେ।”
33 ଯୀଶୁଙ୍କ ବାପାମା ଯୀଶୁଙ୍କ ବିଷୟରେ ଶିମିୟୋନଙ୍କ ମୁହଁରୁ ଏ କଥା ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ। 34 ତା’ପରେ ଶିମିୟୋନ ସେମାନଙ୍କୁ ଆଶୀର୍ବାଦ କଲେ ଓ ମରିୟମଙ୍କୁ କହିଲେ, “ଏ ବାଳକ ଯୋଗୁଁ ଅନେକ ଯିହୂଦୀଙ୍କର ଉତ୍ଥାନ ଓ ପତନ ହେବ। ସେ ପରମେଶ୍ୱରଙ୍କର ଏକ ଚିହ୍ନ ହେବେ ଓ ତାହା ଲୋକମାନେ ଗ୍ରହଣ କରିବେ ନାହିଁ। 35 ଲୋକମାନଙ୍କ ମନ ଭିତରେ ଥିବା ଗୋପନକଥା ପ୍ରକାଶିତ ହେବ। ସେହି ଘଟଣା ସବୁ ତୁମ୍ଭର ହୃଦୟକୁ ଦୁଃଖ ଆଣିବ।”
ହାନ୍ନା ଯୀଶୁଙ୍କୁ ଦେଖାକଲେ
36 ସେତେବେଳେ ହାନ୍ନା ନାମରେ ଜଣେ ମହିଳା ଭବିଷ୍ୟଦ୍ବକ୍ତ୍ରୀ ମନ୍ଦିର ଭିତରେ ଥିଲେ। ସେ ଆଶେର ବଂଶର ଫିନୂୟେଲଙ୍କ ଝିଅ ଥିଲେ। ହାନ୍ନା ବହୁତ ବୁଢ଼ୀ ହୋଇ ଯାଇଥିଲେ। ବିବାହ ପରେ ମାତ୍ର ସାତବର୍ଷ ପର୍ଯ୍ୟନ୍ତ ସେ ସ୍ୱାମୀଙ୍କ ସହିତ ରହିଥିଲେ। 37 ତା’ପରେ ତାହାଙ୍କର ସ୍ୱାମୀ ମରିଗଲେ ଓ ସେ ବିଧବା ହୋଇ ଏକୁଟିଆ ରହିବାକୁ ଲାଗିଲେ। ଏବେ ତାହାଙ୍କୁ ଚଉରାଅଶୀ ବର୍ଷ ବୟସ ହୋଇଥିଲା। ହାନ୍ନା ସବୁବେଳେ ମନ୍ଦିରରେ ରହୁଥିଲେ। କେବେ ହେଲେ ସେ ମନ୍ଦିର ଛାଡ଼ି ଯାଇ ନ ଥିଲେ। ସେ ଉପବାସ କରି ଓ ସେ ଦିନରାତି ପ୍ରାର୍ଥନା କରି ପରମେଶ୍ୱରଙ୍କ ଉପାସନା କରୁଥିଲେ।
38 ସେ ସେହି ସମୟରେ ଶିଶୁ ଓ ତା’ର ବାପାମାଙ୍କ ପାଖକୁ ଆସିଲେ। ସେ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ଯେଉଁମାନେ ଯିରୁଶାଲମର ମୁକ୍ତିର ଅପେକ୍ଷାରେ ଥିଲେ, ସେହି ସମସ୍ତ ଲୋକଙ୍କୁ ସେ ଯୀଶୁଙ୍କ ବିଷୟରେ କହିଲେ।
ଯୋଷେଫ ଓ ମରିୟମ ଘରକୁ ଫେରିଗଲେ
39 ଯୋଷେଫ ଓ ମରିୟମ ପ୍ରଭୁଙ୍କ ବ୍ୟବସ୍ଥାନୁଯାୟୀ ସମସ୍ତ କାର୍ଯ୍ୟ ସମ୍ପୂର୍ଣ୍ଣ କଲେ। ତା’ପରେ ସେମାନେ ଗାଲିଲୀ ପ୍ରଦେଶର ନିଜ ନଗର ନାଜରିତକୁ ଫେରିଗଲେ। 40 ସାନ ଶିଶୁଟି ଦିନକୁ ଦିନ ବଢ଼ିବାକୁ ଲାଗିଲେ। ସେ ହୃଷ୍ଟପୁଷ୍ଟ ଓ ବୁଦ୍ଧିମାନ ହେବାକୁ ଲାଗିଲେ। ତାହାଙ୍କ ସହିତ ପରମେଶ୍ୱରଙ୍କର ଆଶୀର୍ବାଦ ଥିଲା।
ବାଳକ ଯୀଶୁ
41 ନିସ୍ତାରପର୍ବ ପାଇଁ ଯୀଶୁଙ୍କର ପିତାମାତା ପ୍ରତିବର୍ଷ ଯିରୁଶାଲମ ଯାଉଥିଲେ। 42 ଯୀଶୁଙ୍କୁ ବାରବର୍ଷ ବୟସ ହୋଇଥିବା ସମୟରେ ସବୁଥର ଭଳି ସେମାନେ ପର୍ବକୁ ଗଲେ। 43 ପର୍ବ ଦିନତକ ଶେଷ ହୋଇଯିବା ପରେ ସେମାନେ ଘରକୁ ଫେରୁଥିଲେ। କିନ୍ତୁ ବାଳକ ଯୀଶୁ ଯିରୁଶାଲମରେ ରହିଗଲେ। ତାହାଙ୍କ ବାପାମା ଏ କଥା ଜାଣି ନ ଥିଲେ। 44 ଦଳ ଭିତରେ ପୁଅ ଅଛି ଭାବି ଯୋଷେଫ ଓ ମରିୟମ ପୁରା ଦିନେ ଯାତ୍ରା କରିସାରିଥିଲେ। ତା’ପରେ ସେମାନେ ନିଜ ପରିବାର ଲୋକ ଓ ଅନ୍ତରଙ୍ଗ ବନ୍ଧୁଙ୍କ ଭିତରେ ଯୀଶୁଙ୍କୁ ଖୋଜିଲେ। 45 କିନ୍ତୁ ସେମାନେ ଯୀଶୁଙ୍କୁ ପାଇଲେ ନାହିଁ। ତେଣୁ ସେମାନେ ଯୀଶୁଙ୍କୁ ଖୋଜି ଖୋଜି ଯିରୁଶାଲମ ଫେରି ଆସିଲେ।
46 ତିନି ଦିନ ପରେ ସେମାନେ ଯୀଶୁଙ୍କୁ ପାଇଲେ। ଯୀଶୁ ମନ୍ଦିର ଭିତରେ ଧର୍ମଗୁରୁମାନଙ୍କ ସହିତ ବସିଥିଲେ। ସେ ସେମାନଙ୍କ କଥା ଶୁଣୁଥିଲେ ଓ ସେମାନଙ୍କୁ ପ୍ରଶ୍ନ ସବୁ ପଗ୍ଭରୁଥିଲେ। 47 ସମସ୍ତେ ତାହାଙ୍କ କଥା ଶୁଣୁଥିଲେ। ତାହାଙ୍କର ବୁଝିବା ଶକ୍ତି ଦେଖି ଓ ଜ୍ଞାନପୂର୍ଣ୍ଣ ଉତ୍ତରଗୁଡ଼ିକ ଶୁଣି ସେମାନେ ଆଶ୍ଚର୍ଯ୍ୟ ହୋଇ ଯାଇଥିଲେ। 48 ଯୀଶୁଙ୍କ ବାପାମା ତାହାଙ୍କୁ ଦେଖି ବିସ୍ମିତ ହୋଇଗଲେ। ତାହାଙ୍କ ମା ତାହାଙ୍କୁ ପଗ୍ଭରିଲେ, “ପୁଅରେ! ତୁ ଆମ ସାଙ୍ଗରେ ଏପରି କାହିଁକି କଲୁ? ତୋ’ ବାପା ଓ ମୁଁ ତୋତେ ଖୋଜି ଖୋଜି ବହୁତ ଚିନ୍ତିତ ହୋଇ ପଡ଼ିଲୁଣି।”
49 ଏହି ଶୁଣି ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ମୋତେ କାହିଁକି ଖୋଜୁଥିଲ? ଯେଉଁଠାରେ ମୋର ପରମପିତାଙ୍କର କାର୍ଯ୍ୟ ଅଛି, ମୁଁ ସେଠାରେ ନିଶ୍ଚୟ ଥିବିବୋଲି ତୁମ୍ଭେମାନେ କ’ଣ ଜାଣି ନାହଁ?” 50 କିନ୍ତୁ ସେମାନେ ଯୀଶୁଙ୍କର କଥାର ଅର୍ଥ କିଛି ବୁଝି ପାରିଲେ ନାହିଁ।
51 ଯୀଶୁ ସେମାନଙ୍କ ସହିତ ନାଜରିତକୁ ଗଲେ। ସେ ବାପାମାଙ୍କର ସବୁ ଆଜ୍ଞା ପାଳନ କଲେ। ଯୀଶୁଙ୍କ ମା ତଥାପି ଏହିସବୁ କଥା ନିଜ ମନ ଭିତରେ ରଖି ଚିନ୍ତା କରୁଥିଲେ। 52 ଯୀଶୁ ଜ୍ଞାନରେ, ଶରୀରରେ ଏବଂ ପରମେଶ୍ୱର ଓ ମନୁଷ୍ୟମାନଙ୍କ ଅନୁଗ୍ରହରେ ବଢ଼ିବାକୁ ଲାଗିଲେ।
ଇଲୀଫସ୍ ଆୟୁବକୁ ଉତ୍ତର ଦେଲା
15 ତା’ପରେ ତୈମନର ଇଲୀଫସ୍ ଆୟୁବକୁ ଉତ୍ତର ଦେଲା,
2 “ଆୟୁବ, ଯଦି ତୁମ୍ଭେ ପ୍ରକୃତରେ ଜ୍ଞାନୀ,
ତେବେ ତୁମ୍ଭେ ବ୍ୟକ୍ତିଗତ ମୂଲ୍ୟହୀନ ମତରେ ଉତ୍ତର ଦିଅନ୍ତ ନାହିଁ।
ଜଣେ ଜ୍ଞାନୀ ଲୋକ ଏତେ ଗରମ ପବନରେ ଭର୍ତ୍ତି ହୋଇ ରହିବ ନାହିଁ।
3 ତୁମ୍ଭେ କ’ଣ ଭାବୁଛ ଜ୍ଞାନୀ ଲୋକ ଏପରି ମୂଲ୍ୟହୀନ କଥାକୁ ନେଇ ଯୁକ୍ତି କରିବ,
ଯେଉଁ କଥାଗୁଡ଼ିକର କୌଣସି ମୂଲ୍ୟ ନାହିଁ।
4 କିନ୍ତୁ ତୁମ୍ଭର ଭୟ ନାହିଁ, ତୁମ୍ଭେ ଏତେ କଥାବାର୍ତ୍ତା କର ଯେ,
ପରମେଶ୍ୱରଙ୍କ ସମ୍ମୁଖରେ ଭକ୍ତି କରିବା ପାଇଁ ସମୟ ପାଆନ୍ତି ନାହିଁ।
5 କାରଣ ତୁମ୍ଭର କଥା ତୁମ୍ଭର ପାପକୁ ହିଁ ସ୍ୱୀକାର କରୁଛି।
ଆୟୁବ ତୁମ୍ଭେ ତୁମ୍ଭର ପାପକୁ ଲୁଗ୍ଭଇବାକୁ ଚେଷ୍ଟା କରୁଛ, ଚତୁରତା ପୂର୍ଣ୍ଣ ବାକ୍ୟ ମଧ୍ୟରେ।
6 ଏହା ଦ୍ୱାରା ମୁଁ ପ୍ରମାଣ କରିବାକୁ ଚେଷ୍ଟା କରୁ ନାହିଁ ଯେ, ତୁମ୍ଭେ ଯାହା କରୁଛ ସବୁ ଅଧର୍ମ ବୋଲି।
ଯେଉଁ ବିଷୟ ତୁମ୍ଭ ନିଜ ମୁଖ ଦ୍ୱାରା କହୁଛ ତାହା ତୁମ୍ଭେ ଭୁଲ୍ ବୋଲି ଦେଖାଉଛ।
ତୁମ୍ଭର ନିଜ ଓଠ ତୁମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦେଉଛି।
7 “ଆୟୁବ, ତୁମ୍ଭେ କ’ଣ ପ୍ରଥମ ବ୍ୟକ୍ତି ଜନ୍ମ ହୋଇଛ?
ଏହି ପର୍ବତସବୁ ପୂର୍ବରୁ ତୁମ୍ଭେ ଗର୍ଭରେ ଧାରଣ ହୋଇଥିଲ କି?
8 ତୁମ୍ଭେ ପରମେଶ୍ୱରଙ୍କ ଗୋପନ ଯୋଜନା ବିଷୟରେ କିଛି ଜାଣ କି?
ତୁମ୍ଭେ କ’ଣ ନିଜକୁ ଏକମାତ୍ର ଜ୍ଞାନୀ ବୋଲି ଭାବୁଛ?
9 ଆୟୁବ, ତୁମ୍ଭେ ଯାହା କର ତାହାଠାରୁ ଆମ୍ଭେ ଅଧିକ ଜାଣୁ।
ଆମ୍ଭେ ସେ କଥା ବୁଝିପାରୁ ଯାହା ତୁମ୍ଭେ ଜାଣ ନାହିଁ।
10 ସେହି ପାଚିଲାବାଳିଆ ଓ ବୃଦ୍ଧ ଲୋକମାନେ ଆମ୍ଭମାନଙ୍କ କଥାରେ ଏକମନ ହେବେ,
ଏପରିକି ତୁମ୍ଭର ପିତାଙ୍କଠାରୁ ଆହୁରି ବୃଦ୍ଧ ଲୋକମାନେ ମଧ୍ୟ ଆମ୍ଭ ସହିତ ଅଛନ୍ତି।
11 ପରମେଶ୍ୱର ତୁମ୍ଭକୁ ସାନ୍ତ୍ୱନା ଦେବାକୁ ଚେଷ୍ଟା କରନ୍ତି।
ତାହା ତୁମ୍ଭ ପାଇଁ ଯଥେଷ୍ଟ ନୁହେଁ।
ଆମ୍ଭେମାନେ ପରମେଶ୍ୱରଙ୍କ ବାଣୀ ତୁମ୍ଭକୁ ଅତି ମୃଦୁ ବାକ୍ୟରେ ବୁଝାଇ କହିଲୁ।
12 ଆୟୁବ ତୁମ୍ଭେ କାହିଁକି ବୁଝିବାକୁ ଚେଷ୍ଟା କରୁ ନାହଁ?
ତୁମ୍ଭେ କାହିଁକି ସତ୍ୟକୁ ସ୍ୱୀକାର କରୁ ନାହଁ?
13 ତୁମ୍ଭେ ଏହି ଦ୍ୱେଷପୂର୍ଣ୍ଣ କଥାଗୁଡ଼ାକ କହି
ପରମେଶ୍ୱରଙ୍କ ବିରୁଦ୍ଧାଚରଣ କରୁଛ। କ୍ଳାସ୍ର
14 “ମନୁଷ୍ୟ କ’ଣ ସତରେ ଶୁଦ୍ଧ ହୋଇ ପାରିବ?
ଜଣେ ସ୍ତ୍ରୀଲୋକଠାରୁ ଜନ୍ମ ହୋଇଥିବା କେହି ଧାର୍ମିକ ହୋଇ ପାରିବ କି?
15 ପରମେଶ୍ୱର ଏମିତିକି ନିଜର ଦୂତମାନଙ୍କୁ ବିଶ୍ୱାସ କରନ୍ତି ନାହିଁ।
ପରମେଶ୍ୱରଙ୍କ ଅନୁସାରେ ଆକାଶମଣ୍ଡଳ ମଧ୍ୟ ପବିତ୍ର ନୁହେଁ।
16 ମନୁଷ୍ୟମାନେ ଆହୁରି ତା’ଠାରୁ ଖରାପ।
ମନୁଷ୍ୟ ଅତି ଅପରିଷ୍କାର ଓ ଭ୍ରଷ୍ଟ ମଧ୍ୟ।
ସେ ଅଧର୍ମକୁ ଜଳପରି ପାନ କରେ।
17 “ମୋ’ କଥା ଶୁଣ ଆୟୁବ, ମୁଁ ତୁମ୍ଭକୁ ବୁଝାଇ ଦେଉଛି।
ମୁଁ ଯାହା ଜାଣିଛି ତୁମ୍ଭକୁ କହିବି।
18 ମୁଁ ତୁମ୍ଭକୁ ସେହି ଜ୍ଞାନୀ ଲୋକଙ୍କ କଥା କହିବି ଯାହା ସେମାନେ ମୋତେ କହିଥିଲେ।
ଜ୍ଞାନୀ ଲୋକମାନଙ୍କର ପୂର୍ବପୁରୁଷମାନେ ସେମାନଙ୍କୁ ଏହିସବୁ କହିଥିଲେ।
ସେମାନେ କୌଣସି କଥା ମୋ’ଠାରେ ଗୁପ୍ତ ରଖି ନ ଥିଲେ।
19 କେବଳ ସେମାନେ ହିଁ ସେମାନଙ୍କ ଦେଶରେ ବାସ କରୁଥିଲେ।
ସେହି ଦେଶରେ ବିଦେଶୀମାନଙ୍କର ଗତାଗତ ନ ଥିଲା।
ତେଣୁ ସେମାନଙ୍କୁ କେହି ବିଚିତ୍ର ମତ ଦେଇ ନ ଥିଲେ।
20 ସେହି ଜ୍ଞାନୀ ଲୋକମାନେ କହିଥିଲେ, “ଦୁଷ୍ଟଲୋକ ଆପଣାର କୁକର୍ମକୁ ସାରାଜୀବନ ଭୋଗ କରେ।
ଜଣେ ନିଷ୍ଠୁର ବ୍ୟକ୍ତି ତା’ର ପ୍ରତ୍ୟେକ ଗଣିତ ବର୍ଷରେ କ୍ଳେଶ ଭୋଗ କରେ।
21 ପ୍ରତ୍ୟେକ ଶବ୍ଦ ତା’ର ଭୟ ସଞ୍ଚାର କରେ।
ତା’ର ଶତ୍ରୁ ତାକୁ ଆକ୍ରମଣ କରନ୍ତି, ଯେତେବେଳେ ସେ ନିଜକୁ ନିରାପଦ ମଣୁଥାଏ।
22 ଜଣେ ଦୁଷ୍ଟ ବ୍ୟକ୍ତି ବହୁତ ହତାଶ, ତା’ର ଅନ୍ଧକାରରୁ ମୁକ୍ତି ପାଇବାର କୌଣସି ଆଶା ନ ଥାଏ।
ଗୋଟିଏ ଦୁଷ୍ଟ ମନୁଷ୍ୟ ପାଇଁ ଗୋଟିଏ ଖଡ଼୍ଗ କେଉଁଠାରେ ହେଲେ ଅପେକ୍ଷା କରିଥାଏ।
23 ସେ ଏଣେତେଣେ ଘୁରିବୁଲେ।
କିନ୍ତୁ ତା’ର ଶରୀର ଶେଷରେ ଶାଗୁଣାର ଖାଦ୍ୟ ହୁଏ।
ସେ ଜାଣେ ତା’ର ମୃତ୍ୟୁ ନିକଟ ହୋଇ ଆସିଲାଣି।
24 ଚିନ୍ତା ଓ ଦୁଃଖ ଯନ୍ତ୍ରଣା ତାକୁ ଭୟଭୀତ କରାଏ।
ଏସବୁ ରାଜାପରି ତାକୁ ଆକ୍ରମଣ କରି ତୁରନ୍ତ ଧ୍ୱଂସ କରାନ୍ତି।
25 କାରଣ ଦୁଷ୍ଟ ବ୍ୟକ୍ତି ପରମେଶ୍ୱରଙ୍କ ଆଦେଶକୁ ପ୍ରତ୍ୟାଖ୍ୟାନ କରେ।
ସେ ପରମେଶ୍ୱରଙ୍କ ବିରୁଦ୍ଧରେ ହସ୍ତ ଉଠାଏ ଏବଂ ସର୍ବଶକ୍ତିମାନ ପରମେଶ୍ୱରଙ୍କୁ ପରାସ୍ତ କରିବାକୁ ପ୍ରୟାସ କରେ।
26 ସେହି ଦୁଷ୍ଟଲୋକ ଅତ୍ୟନ୍ତ ଶକ୍ତଗ୍ରୀବ।
ସେ ଆପଣା କଠିନ ଢାଲ ଧରି ପରମେଶ୍ୱରଙ୍କୁ ଆକ୍ରମଣ କରିବାକୁ ଆଗେଇ ଆସେ।
27 ଜଣେ ବ୍ୟକ୍ତି ଧନୀ ଓ ମେଦ ବହୁଳ ହୋଇପାରେ।
28 କିନ୍ତୁ ତା’ର ସହର ଧ୍ୱଂସ ପାଇବ।
ତା’ର ଗୃହ ଧ୍ୱଂସ ହେବ।
ତା’ର ଘର ଶୂନ୍ୟ ହେବ।
29 ଦୁଷ୍ଟ ଲୋକ ବେଶୀଦିନ ଧନୀ ହୋଇପାରନ୍ତି ନାହିଁ।
ତା’ର ସମ୍ପତ୍ତି ବେଶୀଦିନ ତିଷ୍ଠିବ ନାହିଁ।
ତା’ର ସମ୍ପତ୍ତି ସମଗ୍ର ଦେଶରେ ବ୍ୟାପ୍ତ ହେବ ନାହିଁ।
30 ଦୁଷ୍ଟଲୋକ ଅନ୍ଧକାରରୁ ରକ୍ଷାପାଇ ପାରିବ ନାହିଁ।
ସେ ଏକ ବୃକ୍ଷ ସଦୃଶ, ଯାହାର ପତ୍ର ରୋଗିଣା ହୋଇ ଶୁଖିଯାଏ
ଏବଂ ପବନ ତାକୁ ଉଡ଼ାଇ ନିଏ।
31 ଦୁଷ୍ଟଲୋକ ନିଜକୁ ଭ୍ରାନ୍ତ କରିବ ନାହିଁ, ଯେତେବେଳେ ସେ ଅସାର ବିଷୟ ବିଶ୍ୱାସ କରେ।
କାରଣ ସେ କିଛି ପାଇବ ନାହିଁ।
32 ତା’ର ଜୀବନ ଶେଷ ହେବା ପୂର୍ବରୁ ଦୁଷ୍ଟ ବ୍ୟକ୍ତି ବୁଢ଼ା ହୋଇ ଦୁର୍ବଳ ହୋଇଯାଇଥିବ,
ସେ ଗୋଟିଏ ଶୁଖିଲା ଡାଳ ସଦୃଶ, ପୁଣି ଯାହାକି ଆଉ କେବେ ସବୁଜ ହୋଇ ପାରିବ ନାହିଁ।
33 ଦୁଷ୍ଟଲୋକ ଜଣେ ଅପରିପକ୍ୱ ଲୋକ ଯିଏ ଅଙ୍ଗୁରଲତା ସଦୃଶ ଫଳ ପାଚିଲା ପୂର୍ବରୁ ଝଡ଼ି ଯାଏ।
ସେହି ବ୍ୟକ୍ତି ଜୀତବୃକ୍ଷଭଳି ନିଜର କଢ଼କୁ ମଧ୍ୟ ହରାଇ ବସିବ।
34 କାରଣ ମନୁଷ୍ୟଗଣ ପରମେଶ୍ୱରଙ୍କ ବିନା କିଛି ନୁହନ୍ତି।
ଯେଉଁ ଲୋକମାନଙ୍କ ପାଖରେ ପଇସା ଥାଏ ସେମାନେ ଲାଞ୍ଚ ନିଅନ୍ତି।
35 ଦୁଷ୍ଟ ବୁଦ୍ଧି ଲୋକମାନେ ସବୁବେଳେ ଅନ୍ୟର ମନ୍ଦ ବୁଦ୍ଧି ପାଞ୍ଚିଥା’ନ୍ତି, କିପରି ଅନ୍ୟର କ୍ଷତି କରି ତାକୁ ବିପଦରେ ପକାଇବେ।
ସେମାନେ ସବୁବେଳେ ଯୋଜନା କରୁଥା’ନ୍ତି କିପରି ଲୋକମାନଙ୍କୁ ଠକି ହେବ।”
ମନୁଷ୍ୟକୁ ଅନୁସରଣ କରିବା ଉଚିତ୍ ନୁହେଁ
3 ଭାଇ ଓ ଭଉଣୀମାନେ! ପୂର୍ବରେ ମୁଁ ତୁମ୍ଭମାନଙ୍କୁ ଆତ୍ମିକମନା ଲୋକମାନଙ୍କୁ କହିବା ଭଳି କହି ପାରି ନ ଥିଲି। ମୁଁ ତୁମ୍ଭମାନଙ୍କ ସହିତ ଜାଗତିକ ଲୋକ ଭଳି କଥାବାର୍ତ୍ତା କଲି। ଖ୍ରୀଷ୍ଟଙ୍କଠାରେ ଶିଶୁ ଭଳି ମୁଁ ତୁମ୍ଭମାନଙ୍କୁ କହିଲି। 2 ସେତେବେଳେ ମୁଁ ତୁମ୍ଭକୁ ଗୁରୁପାକ ଖାଦ୍ୟ ନ ଦେଇ କ୍ଷୀର ଦେଲି। ଏପରି କରିବାର ଉଦ୍ଦେଶ୍ୟ ଯେ, ତୁମ୍ଭେମାନେ ଗୁରୁପାକ ଖାଦ୍ୟ ପାଇଁ ପ୍ରସ୍ତୁତ ନ ଥିଲ, ଏବେ ମଧ୍ୟ ତୁମ୍ଭେମାନେ ଗୁରୁପାକ ଖାଦ୍ୟ ପାଇଁ ପ୍ରସ୍ତୁତ ନୁହଁ। 3 ତୁମ୍ଭେମାନେ ଆତ୍ମିକ ଜୀବନରେ ଏବେ ମଧ୍ୟ ଶିଶୁ ଭଳି ଅଛ। ତୁମ୍ଭେମାନେ ପରସ୍ପରକୁ ଈର୍ଷା କରୁଛ ଓ ପରସ୍ପର ମଧ୍ୟରେ କଳହ କରୁଛ। ଏଥିରୁ ଜଣାପଡ଼େ ତୁମ୍ଭେମାନେ ଏବେ ମଧ୍ୟ ଆତ୍ମିକ ନୁହଁ। ତୁମ୍ଭେ ଜାଗତିକ ଲୋକମାନଙ୍କ ଭଳି ଆଚରଣ କରୁଛ। 4 ତୁମ୍ଭମାନଙ୍କ ଭିତରେ ଜଣେ କହୁଛି, “ମୁଁ ପାଉଲଙ୍କ ଅନୁଗାମୀ,” ଆଉ ଜଣେ କହୁଛି “ମୁଁ ଆପଲ୍ଲଙ୍କ ଅନୁଗାମୀ,” ଏଭଳି କହିବା ଦ୍ୱାରା ତୁମ୍ଭେମାନେ ଜାଗତିକ ମଣିଷ ଭଳି ଆଚରଣ କରୁଛ।
5 ଆପଲ୍ଲ କ’ଣ ବିଶିଷ୍ଟ ଲୋକ ଅଟନ୍ତି ନା! ପାଉଲ ମହାନ୍ ଅଟନ୍ତି? ନା! ଆମ୍ଭେ କେବଳ ପ୍ରଭୁଙ୍କର ସେବକ ଅଟୁ। ଆମ୍ଭେ ତାହାଙ୍କଠାରେ ବିଶ୍ୱାସ କରିବାରେ ତୁମ୍ଭମାନଙ୍କୁ ସାହାଯ୍ୟ କରିଛୁ। ପ୍ରଭୁଙ୍କ ଦ୍ୱାରା ଦିଆଯାଇଥିବା କାମ ହିଁ ଆମ୍ଭେ ସମ୍ପନ୍ନ କରିଛୁ। 6 ମୁଁ ଗଛଟିଏ ଲଗାଇଲି। ଆପଲ୍ଲ ଗଛରେ ପାଣି ଦେଲେ, କିନ୍ତୁ ପରମେଶ୍ୱର ତାକୁ ବଢ଼ିବାରେ ସାହାଯ୍ୟ କଲେ। 7 ତେଣୁ ଗଛ ଲଗେଇଥିବା ବା ପାଣି ଦେଇଥିବା କେହି ନୁହେଁ, କିନ୍ତୁ ଗଛକୁ ବଢ଼ାଉଥିବା ପରମେଶ୍ୱର କେବଳ ପ୍ରଧାନ ଅଟନ୍ତି। 8 ଅତଏବ ଗଛ ଲଗାଇଥିବା ଲୋକ ଓ ତାକୁ ପାଣି ଦେଇଥିବା ଲୋକ, ଦୁହିଁଙ୍କର ଉଦ୍ଦେଶ୍ୟ ସମାନ ଓ ଦୁହେଁ ତାହାଙ୍କର କାମ ଲାଗି ପ୍ରତିଫଳ ପାଇବେ। 9 ଆମ୍ଭେମାନେ ଏକତ୍ର ମିଳି ପରମେଶ୍ୱରଙ୍କ ନିମନ୍ତେ କାର୍ଯ୍ୟ କରୁଛୁ, ଓ ତୁମ୍ଭେମାନେ ପରମେଶ୍ୱରଙ୍କର ଗ୍ଭଷଜମି ଅଟ।
ତୁମ୍ଭେମାନେ ପରମେଶ୍ୱରଙ୍କ ଗୃହ ଅଟ। 10 ଜଣେ ଦକ୍ଷ ଗୃହନିର୍ମାଣକାରୀ ଭଳି ମୁଁ ସେ ଘରର ଭିତ୍ତି ସ୍ଥାପନ କଲି। ପରମେଶ୍ୱରଙ୍କ ଦତ୍ତ ଅନୁଗ୍ରହ ମୁଁ ସେଥିପାଇଁ ବ୍ୟବହାର କଲି। ଅନ୍ୟମାନେ ସେହି ଭିତ୍ତିଭୂମି ଉପରେ ଗୃହ ନିର୍ମାଣ କରିବେ, କିନ୍ତୁ ପ୍ରତ୍ୟେକ ଲୋକ ନିର୍ମାଣ କଲାବେଳେ ସେ କିପରି ନିର୍ମାଣ କରୁଛି। ଏବିଷୟରେ ସତର୍କ ହେବା ଉଚିତ୍। 11 ତିଆରି ହୋଇଥିବା ମୂଳଦୁଆ ବ୍ୟତୀତ ଅନ୍ୟ ମୂଳଦୁଆ କେହି ପକାଇ ପାରିବ ନାହିଁ। 12 ଏହି ମୂଳଦୁଆ ସ୍ୱୟଂ ଯୀଶୁ ଖ୍ରୀଷ୍ଟ ଅଟନ୍ତି। ଜଣେଲୋକ ସେହି ମୂଳଦୁଆ ଉପରେ ସୁନା, ରୂପା, ବହୁମୂଲ୍ୟ ପଥର, କାଠ, ଘାସ ବା ନଡ଼ା, ଯାହାକିଛି ବ୍ୟବହାର କରି ନିର୍ମାଣ କରି ପାରିବ। 13 କିନ୍ତୁ ପ୍ରତ୍ୟେକ ଲୋକର କାମ ସେହି ଦିନ ସ୍ପଷ୍ଟ ଭାବରେ ପ୍ରକାଶିତ ହେବ। ସେହି ଦିନଟି ନିଆଁ ଦେଇ ଆସିବ, ଓ ସେହି ନିଆଁ ପ୍ରତ୍ୟେକ ଲୋକର କାର୍ଯ୍ୟକୁ ପରୀକ୍ଷା କରିବ। 14 ଯଦି ସେ ମୂଳଦୁଆ ଉପରେ ନିର୍ମିତ ଲୋକର ଗୃହ ଠିଆ ହୋଇ ରହିଥିବ। ତା’ହେଲେ ସେ ଲୋକ ତା’ର ପୁରସ୍କାର ପାଇବ। 15 କିନ୍ତୁ ଯେଉଁ ଲୋକର କାର୍ଯ୍ୟ ନିଆଁରେ ଭସ୍ମ ହୋଇଯିବ, ସେ କ୍ଷତି ସହିବ। ସେ ଲୋକ ରକ୍ଷା ପାଇବ, କିନ୍ତୁ ସେ ସେହି ଜ୍ୱଳନ୍ତ ନିଆଁରୁ ଯେପରି ଉଦ୍ଧାର ହେଲା ଭଳି ହେବ।
16 ତୁମ୍ଭେମାନେ ଜାଣି ରଖିବା ଉଚିତ୍ ଯେ, ତୁମ୍ଭେମାନେ ପରମେଶ୍ୱରଙ୍କ ମନ୍ଦିର ଅଟ, ଏବଂ ପରମେଶ୍ୱରଙ୍କ ଆତ୍ମା ତୁମ୍ଭମାନଙ୍କଠାରେ ବାସ କରନ୍ତି। 17 ଯଦି କୌଣସି ଲୋକ ପରମେଶ୍ୱରଙ୍କ ମନ୍ଦିରକୁ ନଷ୍ଟକରେ, ତାହାହେଲେ ପରମେଶ୍ୱର ତାକୁ ନଷ୍ଟ କରିଦେବେ। କାରଣ ପରମେଶ୍ୱରଙ୍କ ମନ୍ଦିର ହେଉଛି ପବିତ୍ର। ସେହି ପବିତ୍ର ମନ୍ଦିର ତୁମ୍ଭେମାନେ।
18 ନିଜକୁ ଠକ ନାହିଁ, ଯଦି କୌଣସି ଲୋକ ଭାବେ ଯେ, ସେ ଏହି ଯୁଗ ଅନୁସାରେ ଜ୍ଞାନୀ ଅଟେ, ତା’ହେଲେ ତାକୁ ମୂର୍ଖ ହେବାକୁ ପଡ଼ିବ, ତହିଁରେ ସେ ପ୍ରକୃତ ଜ୍ଞାନୀ ହୋଇପାରିବା 19 କାହିଁକି କାରଣ ପରମେଶ୍ୱରଙ୍କ ଦୃଷ୍ଟିରେ ଜାଗତିକ ଜ୍ଞାନ ପ୍ରକୃତରେ ମୂର୍ଖତା ଅଟେ। ଶାସ୍ତ୍ର କୁହେ; “ଯେତେବେଳେ ଜ୍ଞାନୀମାନେ ନିଜ ଚତୁରତାରେ ବ୍ୟବହାର କରନ୍ତି, ପରମେଶ୍ୱର ସେତେବେଳେ ସେମାନଙ୍କୁ ଧରନ୍ତି।” [a] 20 ଶାସ୍ତ୍ରରେ ଏହା ମଧ୍ୟ ଲେଖାଅଛି: “ପ୍ରଭୁ ଜ୍ଞାନୀମାନଙ୍କର ମନକଥା ଜାଣନ୍ତି। ସେମାନଙ୍କ ସମସ୍ତ ଚିନ୍ତାଧାରା ଯେ ମୂଲ୍ୟହୀନ ଏହା ମଧ୍ୟ ସେ ଜାଣନ୍ତି।” [b] 21 ସେଥିପାଇଁ ମନୁଷ୍ୟମାନଙ୍କ ପାଇଁ ତୁମ୍ଭେମାନେ ଗର୍ବ କରିବା ଉଚିତ୍ ନୁହେଁ, କାରଣ ସମସ୍ତ ବିଷୟ ତୁମ୍ଭମାନଙ୍କର। 22 ପାଉଲ, କେଫା ବା ପିତର; ଜଗତ ଜୀବନ ବା ମୃତ୍ୟୁ; ବର୍ତ୍ତମାନ ବା ଭବିଷ୍ୟତ ସମସ୍ତ ହିଁ ତୁମ୍ଭମାନଙ୍କର। 23 ତୁମ୍ଭେମାନେ ଖ୍ରୀଷ୍ଟଙ୍କର ଓ ଖ୍ରୀଷ୍ଟ ପରମେଶ୍ୱରଙ୍କର ଅଟନ୍ତି।
2010 by World Bible Translation Center