Print Page Options
Previous Prev Day Next DayNext

M’Cheyne Bible Reading Plan

The classic M'Cheyne plan--read the Old Testament, New Testament, and Psalms or Gospels every day.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଯାତ୍ରାପୁସ୍ତକ 9

କୃଷିକ୍ଷେତ୍ରର ପଶୁମାନଙ୍କୁ ରୋଗ

ଏହା ପରେ ସଦାପ୍ରଭୁ ମୋଶାଙ୍କୁ ଫାରୋଙ୍କ ନିକଟକୁ ଯାଇ କହିବାକୁ କହିଲେ, “ସଦାପ୍ରଭୁ ଏବ୍ରୀୟମାନଙ୍କର ପରମେଶ୍ୱର କହନ୍ତି, ‘ମୋର ଲୋକମାନଙ୍କୁ ଯିବାକୁ ଦିଅ, ଯାହାଫଳରେ ସେମାନେ ମୋତେ ଉପାସନା କରି ପାରିବେ। ଯଦି ତୁମ୍ଭେ ଏପରି କର ଓ ମୋର ଲୋକମାନଙ୍କୁ ଯିବାକୁ ନ ଦିଅ। ତେବେ ସଦାପ୍ରଭୁ ତୁମ୍ଭର ପଶୁମାନଙ୍କ ଉପରେ ତାଙ୍କର ମହାନ ଶକ୍ତି ପ୍ରୟୋଗ କରିବେ। ସଦାପ୍ରଭୁ ତୁମ୍ଭମାନଙ୍କର ପଶୁ ଯଥା: ଘୋଡ଼ାମାନଙ୍କର, ଗଧମାନଙ୍କର, ଓଟମାନଙ୍କର, ଗାଈ ଗୋରୁମାନଙ୍କର, ମେଣ୍ଢାମାନଙ୍କଠାରେ ମାହାମାରୀ ସୃଷ୍ଟି କରିବେ। ସଦାପ୍ରଭୁ ଇସ୍ରାଏଲ ଲୋକମାନଙ୍କର ପଶୁମାନଙ୍କ ପାଇଁ ଯେପରି ବ୍ୟବହାର କରିବେ, ସେପରି ମିଶରୀୟମାନଙ୍କର ପଶୁମାନଙ୍କୁ ବ୍ୟବହାର କରିବେ ନାହିଁ। ଇସ୍ରାଏଲୀୟମାନଙ୍କର କୌଣସି ପଶୁ ମରିବେ ନାହିଁ। ସଦାପ୍ରଭୁ ଏହା କରିବା ପାଇଁ ସମୟ ସ୍ଥିର କରିଛନ୍ତି। ଆସନ୍ତାକାଲି ସଦାପ୍ରଭୁ ତୁମ୍ଭର ଦେଶରେ ଏପରି କରିବାକୁ ଯାଉଛନ୍ତି।”’

ତା’ ପରଦିନ ସଦାପ୍ରଭୁ ଠିକ୍ ତାହା କଲେ। ମିଶରୀୟମାନଙ୍କର କୃଷି କ୍ଷେତ୍ରରେ ପଶୁମାନଙ୍କର ମୃତ୍ୟୁ ହେଲା। କିନ୍ତୁ ଇସ୍ରାଏଲୀୟମାନଙ୍କର ଗୋଟିଏ ବି ପଶୁ ମଲେ ନାହିଁ। ଫାରୋ ଲୋକମାନଙ୍କୁ ପଠାଇଲେ ଦେଖିବା ପାଇଁ ଯେ ଇସ୍ରାଏଲର କୌଣସି ପଶୁ ମରିଛନ୍ତି କି ନାହିଁ? ମାତ୍ର ଇସ୍ରାଏଲର କୌଣସି ପଶୁ ମରି ନ ଥିଲେ। ତଥାପି ଫାରୋ ଜି‌ଦ୍‌ଖୋର ହୋଇ ରହିଲେ ଓ ଲୋକମାନଙ୍କୁ ଯିବାକୁ ଦେଲେ ନାହିଁ।

ଦାହଯୁକ୍ତ ବଥ

ସଦାପ୍ରଭୁ ମୋଶା ଏବଂ ହାରୋଣଙ୍କୁ କହିଲେ, “ହାତ ମୁଠାକୁ ଭାଟିର ଭସ୍ମରେ ପୂର୍ଣ୍ଣ କର। ମୋଶା ତୁମ୍ଭେ ଫାରୋ ଦେଖୁଥିବା ସମୟରେ ଭସ୍ମ ପବନରେ ନିଶ୍ଚୟ ଉଡ଼ାଇ ଦେବ। ତାହା ମିଶରର ଧୂଳି ହୋଇ ଗ୍ଭରିଆଡ଼େ ବ୍ୟାପିଯିବ। ଯେତେବେଳେ ସେହି ଧୂଳି ମିଶରର ଯେଉଁଠାରେ ଲୋକମାନଙ୍କୁ ବା ପଶୁମାନଙ୍କୁ ଛୁଇଁବ, ତା’ର ଚମଡ଼ାରେ ଦାହଯୁକ୍ତ ବଥମାନ ବ୍ୟାପିଯିବ।”

10 ତେଣୁ ମୋଶା ଓ ହାରୋଣ ଏକ ଭାଟିରୁ ଭସ୍ମ ନେଲେ। ଏବଂ ସେମାନେ ଫାରୋଙ୍କ ସମ୍ମୁଖରେ ଛିଡ଼ା ହୋଇ ଆକାଶକୁ ଉଡ଼ାଇ ଦେଲେ। ଏହା ପରେ ଯନ୍ତ୍ରଣାଦାୟକ ଦାହଯୁକ୍ତ ବଥମାନ ମନୁଷ୍ୟ ଓ ପଶୁମାନଙ୍କଠାରେ ଦେଖା ଦେଲା। 11 ସେହି ବଥ ସକାଶେ ମନ୍ତ୍ରଜ୍ଞମାନେ ମୋଶାଙ୍କ ସମ୍ମୁଖୀନ ହୋଇ ପାରିଲେ ନାହିଁ। ପ୍ରତ୍ୟେକ ମିଶରବାସୀଙ୍କ ଓ ମନ୍ତ୍ରଜ୍ଞମାନଙ୍କ ଚର୍ମ ବଥରେ ବ୍ୟାପିଗଲା। 12 କିନ୍ତୁ ସଦାପ୍ରଭୁ ଫାରୋଙ୍କ ହୃଦୟକୁ ଆହୁରି କଠୋର କଲେ ଯେ, ସେ ମୋଶା ଓ ହାରୋଣଙ୍କର କୌଣସି କଥା ଶୁଣିଲେ ନାହିଁ। ଏହିପରି ଘଟିଲା ଯେପରି ସଦାପ୍ରଭୁ କହିଥିଲେ।

ଶିଳାବୃଷ୍ଟି

13 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ପ୍ରଭାତରେ ଉଠ ଏବଂ ଫାରୋଙ୍କ ନିକଟକୁ ଯାଅ। ତାଙ୍କୁ କୁହ ଏବ୍ରୀୟ ଲୋକମାନଙ୍କର ସଦାପ୍ରଭୁ ପରମେଶ୍ୱର କହନ୍ତି, ‘ମୋର ଲୋକମାନଙ୍କୁ ମୋର ଉପାସନା ପାଇଁ ଛାଡ଼। 14 ଏହି ସମୟରେ ମୋର ସମସ୍ତ ଶକ୍ତି ତୁମ୍ଭ ବିରୁଦ୍ଧରେ, ତୁମ୍ଭର କର୍ମଗ୍ଭରୀ ଏବଂ ତୁମ୍ଭର ସମସ୍ତ ଲୋକମାନଙ୍କ ବିରୁଦ୍ଧରେ କାର୍ଯ୍ୟ କରିବ। ଏହା ପରେ ତୁମ୍ଭେ ଜାଣିବ ଯେ, ମୋ’ ପରି ଆଉ କୌଣସି ପରମେଶ୍ୱର ପୃଥିବୀରେ ନାହାନ୍ତିା 15 ବର୍ତ୍ତମାନ ସୁଦ୍ଧା, ମୋର ପରାକ୍ରମ ଦ୍ୱାରା ଏକ ରୋଗଦ୍ୱାରା ତୁମ୍ଭଙ୍କୁ ଏବଂ ତୁମ୍ଭର ଲୋକମାନଙ୍କୁ ଶେଷ କରି ସାରନ୍ତିଣି। 16 କିନ୍ତୁ ମୁଁ ତୁମ୍ଭକୁ ଏଥିପାଇଁ ରଖିଛି ଯେ, ତୁମ୍ଭେ ମୋର ପରାକ୍ରମ ଜାଣିବ। ସମଗ୍ର ପୃଥିବୀରେ ମୋର ନାମ ବିଖ୍ୟାତ କରିବ। 17 ତଥାପି ମଧ୍ୟ ତୁମ୍ଭେ ମୋର ଲୋକମାନଙ୍କ ବିରୁଦ୍ଧାଚରଣ କରୁଛ। ତୁମ୍ଭେ ମୋର ଲୋକମାନଙ୍କୁ ମୁକ୍ତ କରୁ ନାହଁ। 18 ତେଣୁ, ଆସନ୍ତାକାଲି ଏହି ସମୟରେ, ମୁଁ ଏକ ଭୟଙ୍କର ଶିଳାବୃଷ୍ଟି କରିବି। ଏପରି ଶିଳାବୃଷ୍ଟି ମିଶରରେ କେବେବି ହୋଇ ନ ଥିବ। ଏପରିକି ମିଶର ଏକ ଦେଶ ହେଲାଠାରୁ ହୋଇ ନ ଥିବ। 19 ବର୍ତ୍ତମାନ, ତୁମ୍ଭେ ତୁମ୍ଭର ପଶୁମାନଙ୍କୁ ନିରାପଦ ସ୍ଥାନରେ ରଖ। ତୁମ୍ଭର ସମସ୍ତ ପଶୁଗୁଡ଼ିକ କ୍ଷେତରୁ ନିରାପଦ ସ୍ଥାନକୁ ନେଇ ଆସ। କାରଣ ଯେଉଁମାନେ କ୍ଷେତରେ ରହିବେ ମନୁଷ୍ୟ ହେଉ କି ପଶୁ ହେଉ ସେମାନେ ମରିବେ। ଘର ବାହାରେ ଥିବା ସମସ୍ତ ବସ୍ତୁ ଉପରେ ଶିଳାବୃଷ୍ଟି ହେବ।’”

20 କେତେକ କର୍ମଗ୍ଭରୀ ଫାରୋଙ୍କର, ଯେଉଁମାନେ କି ସଦାପ୍ରଭୁଙ୍କର ଆଜ୍ଞାରେ ଧ୍ୟାନ ଦେଲେ। ସେହି ଲୋକମାନେ ସେମାନଙ୍କର ପଶୁ ଏବଂ ଦାସମାନଙ୍କୁ ଗୃହକୁ ଆଣି ନିରାପଦରେ ରଖିଲେ। 21 କିନ୍ତୁ କେତେକ ଲୋକ ସଦାପ୍ରଭୁଙ୍କର ଆଜ୍ଞାକୁ ହେୟଜ୍ଞାନ ମଣିଲେ, ସେହି ଲୋକମାନେ ତାଙ୍କର ସମସ୍ତ ପଶୁ ଓ ଦାସମାନଙ୍କୁ କ୍ଷେତରେ ଛାଡ଼ି ଦେଲେ.

22 ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭର ହାତ ଆକାଶ ଆଡ଼େ ବିସ୍ତାର କର ଏବଂ ମିଶରର ଗ୍ଭରିଆଡ଼େ ଶିଳାବୃଷ୍ଟି ଆରମ୍ଭ ହୋଇଯିବ। ଏହି ଶିଳାବୃଷ୍ଟି ମିଶରର ଗ୍ଭରିଆଡ଼େ ମନୁଷ୍ୟ, ପଶୁ ଓ ତୃଣାଦି ଉପରେ ପଡ଼ିବ।”

23 ତେଣୁ ମୋଶା ତାଙ୍କର ଆଶାବାଡ଼ିକୁ ଆକାଶ ଆଡ଼େ ବିସ୍ତାର କଲେ ଏବଂ ସଦାପ୍ରଭୁ ବଜ୍ର ବୃଷ୍ଟି କଲେ। ବିଜୁଳି ମାରିଲା ଏବଂ ମିଶରର ଗ୍ଭରିଆଡ଼େ ଶିଳାବୃଷ୍ଟି ହେଲା। 24 ମିଶରର ଉତ୍ପତ୍ତିଠାରୁ ଏପରି ଶିଳାବୃଷ୍ଟି, ବିଜୁଳି ମାରିବା କେବେବି ହୋଇ ନ ଥିଲା। 25 ଏହି ଶିଳାବୃଷ୍ଟି ମିଶରର କ୍ଷେତ ମଧ୍ୟସ୍ଥ ସବୁକିଛି ନଷ୍ଟ କଲା। ଏହି ଶିଳାବୃଷ୍ଟି, ଲୋକମାନଙ୍କୁ, ପଶୁମାନଙ୍କୁ ଓ ବୃକ୍ଷାଦିମାନକୁ ଧ୍ୱଂସ କଲା। ଏହି ଶିଳାବୃଷ୍ଟି ମଧ୍ୟ କ୍ଷେତ ମଧ୍ୟସ୍ଥ ବୃକ୍ଷମାନକୁ ନଷ୍ଟ କରି ପକାଇଲା। 26 କେବଳ ଗୋଟିଏ ସ୍ଥାନ ଥିଲା ଯେଉଁଠାରେ ଶିଳାବୃଷ୍ଟି ହେଉ ନ ଥିଲା। ତାହା ଥିଲା ଗୋଶନ ଯେଉଁଠାରେ ଇସ୍ରାଏଲୀୟମାନେ ବାସ କରୁଥିଲେ।

27 ଫାରୋ ମୋଶା ଏବଂ ହାରୋଣଙ୍କୁ ଡକାଇ ପଠାଇଲେ। ଫାରୋ ସେମାନଙ୍କୁ କହିଲେ, “ଏଥର ମୁଁ ପାପ କରିଛି। ସଦାପ୍ରଭୁ ସତ୍ୟ, ସେ ଉତ୍ତମ କରିଛନ୍ତି। ମୁଁ ଏବଂ ମୋର ଲୋକମାନେ ପାପ କରିଅଛୁ। 28 ଏହି ଶିଳାବୃଷ୍ଟି ଯଥେଷ୍ଟ ହେଲା! ସଦାପ୍ରଭୁଙ୍କୁ କୁହ ଏହି ବୃଷ୍ଟି ବନ୍ଦ କରିବା ପାଇଁ ଏବଂ ମୁଁ ତୁମ୍ଭର ଲୋକମାନଙ୍କୁ ଛାଡ଼ି ଦେବି। ତୁମ୍ଭମାନଙ୍କର ଆଉ ଏଠାରେ ରହିବା ଦରକାର ନାହିଁ।”

29 ମୋଶା ଫାରୋଙ୍କୁ କିହିଲେ, “ଯେତେବେଳେ ମୁଁ ଏ ନଗର ଛାଡ଼ିବି, ମୁଁ ସେତେବେଳେ ସଦାପ୍ରଭୁଙ୍କୁ ହାତଟେକି ପ୍ରାର୍ଥନା କରିବି, ବଜ୍ର ଏବଂ ଶିଳାବୃଷ୍ଟି ବନ୍ଦ ହୋଇଯିବ। ସେତେବେଳେ ତୁମ୍ଭେ ଜାଣିବ ସଦାପ୍ରଭୁ ଏହି ଭୂମିରେ ଅଛନ୍ତି। 30 କିନ୍ତୁ ମୁଁ ଜାଣେ ତୁମ୍ଭେ ଏବଂ ତୁମ୍ଭର କର୍ମଗ୍ଭରୀମାନେ ବାସ୍ତବରେ ଏପର୍ଯ୍ୟନ୍ତ ସଦାପ୍ରଭୁଙ୍କୁ ଭୟ କରୁ ନାହଁ।”

31 ଯବ ଶିଷାଯୁକ୍ତ ହୋଇଥିଲା ଏବଂ ଫେସି ପୁଷ୍ପିତ ହୋଇଥିଲା। ତେଣୁ ସେହି ଶସ୍ୟଗୁଡ଼ିକ ନଷ୍ଟ ହୋଇଗଲା। 32 ମାତ୍ର ଗହମ ଓ ଯହ୍ନା ବଡ଼ ହୋଇ ନ ଥିବାରୁ ନଷ୍ଟ ହେଲା ନାହିଁ।

33 ମୋଶା ଫାରୋଙ୍କ ନିକଟରୁ ନଗର ବାହାରକୁ ଯାଇ ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବାରୁ ବର୍ଷା, ବଜ୍ର ଏବଂ ଶିଳାବୃଷ୍ଟି ବନ୍ଦ ହୋଇଗଲା।

34 ଯେତେବେଳେ ଫାରୋ ଦେଖିଲେ ବଜ୍ର ଓ ଶିଳାବୃଷ୍ଟି ବନ୍ଦ ହୋଇଗଲା ସେ ପୁନରାୟ ଅନ୍ୟାୟ କଲେ। ସେ ଏବଂ ତାଙ୍କର କର୍ମଗ୍ଭରୀମାନେ ପୁଣି କଠୋର ହୃଦୟ ହେଲେ। 35 ଫାରୋ ପୁଣି ଥରେ ଦୃଢ଼ ହେଲେ। ସେ ଇସ୍ରାଏଲର ଲୋକମାନଙ୍କୁ ଯିବାକୁ ଦେଲେ ନାହିଁ। ମୋଶାଙ୍କୁ ସଦାପ୍ରଭୁ ଯେପରି କହିଥିଲେ ସେହିପରି ହେଲା।

ଲୂକ ଲିଖିତ ସୁସମାଗ୍ଭର 12

ଫାରୂଶୀମାନଙ୍କ ଭଳି ହୁଅ ନାହିଁ

12 ହଜାର ହଜାର ଲୋକ ଆସି ଜମା ହୋଇ ଗଲେ। ଲୋକେ ଜଣେ ଜଣକୁ ମାଡ଼ି ପକାଉ ଥିଲେ। ଲୋକମାନଙ୍କୁ କହିବା ପୂର୍ବରୁ ଯୀଶୁ ପ୍ରଥମେ ନିଜ ଶିଷ୍ୟମାନଙ୍କୁ କହିଲେ, “ଫାରୂଶୀମାନଙ୍କ ଖମୀରଠାରୁ ଦୂରରେ ରୁହ। ମୋ’ କହିବାର ଅଭିପ୍ରାୟ ହେଉଛି ଯେ, ସେମାନେ କପଟୀ। ଲୁଚି ରହିଥିବା ପ୍ରତ୍ୟେକ ଜିନିଷକୁ ପ୍ରକାଶ କରି ଦିଆ ଯିବ। ଗୋପନରେ ରହିଥିବା ପ୍ରତ୍ୟେକ ବିଷୟକୁ ପ୍ରକାଶ କରାଯିବ। ତୁମ୍ଭେମାନେ ଅନ୍ଧକାରରେ କହୁଥିବା କଥା ଆଲୁଅରେ କହି ଦିଆ ଯିବ। ଗୋଟିଏ ଏକାନ୍ତ କୋଠରି ଭିତରେ ଚୁପ୍ କରି କାହା କାନରେ ତୁମ୍ଭେମାନେ କିଛି କହିଲେ ମଧ୍ୟ ତାହାକୁ ଘରର ଛାତ ଉପରୁ ଘୋଷଣା କରି ଦିଆ ଯିବ।”

କେବଳ ପରମେଶ୍ୱରଙ୍କୁ ଭୟ କର(A)

ତା’ପରେ ଯୀଶୁ ଲୋକମାନଙ୍କୁ କହିଲେ, “ହେ ମୋର ବନ୍ଧୁଗଣ! ମୁଁ ତୁମ୍ଭମାନଙ୍କୁ କହୁଛି, ଲୋକଙ୍କୁ ଭୟ କର ନାହିଁ। ଲୋକେ କେବଳ ଶରୀରକୁ ମାରି ପକାଇବେ। କିନ୍ତୁ ସେତିକି କରି ସାରିବା ପରେ ସେମାନେ ତୁମ୍ଭମାନଙ୍କର ଆଉ ଅଧିକା କିଛି କରି ପାରିବେ ନାହିଁ। ତୁମ୍ଭେମାନେ ଯାହାକୁ ଭୟ କରିବା ଉଚିତ୍ ମୁଁ ତୁମ୍ଭମାନଙ୍କୁ ତାହାଙ୍କୁ ଦେଖାଇ ଦେବି। ତୁମ୍ଭମାନଙ୍କୁ ମାରି ସାରି ନର୍କରେ ଫିଙ୍ଗି ଦେବା ଶକ୍ତି ଯାହାର ଅଛି, ତୁମ୍ଭେମାନେ ସେହି ପରମେଶ୍ୱରଙ୍କୁ ଭୟ କରିବା ଉଚିତ୍। ହଁ, ମୁଁ ତୁମ୍ଭମାନଙ୍କୁ କହୁଛି, କେବଳ ତାହାଙ୍କୁ ଭୟ କର।

“ଚଢ଼େଇ ବିକାଯିବା ବେଳେ ପାଞ୍ଚଟା ଚଢ଼େଇଙ୍କର ମୂଲ୍ୟ ଅଳ୍ପ କେତେକ ପଇସା ହୁଏ। ତଥାପି, ପରମେଶ୍ୱର ସେମାନଙ୍କ ମଧ୍ୟରୁ ଗୋଟିକୁ ହେଲେ ଭୁଲି ଯାଆନ୍ତି ନାହିଁ। ହଁ, ତୁମ୍ଭମାନଙ୍କ ମୁଣ୍ଡରେ କେତେ ଗୋଟି ବାଳ ଅଛି, ତାହା ମଧ୍ୟ ପରମେଶ୍ୱର ଜାଣନ୍ତି। ଭୟ କର ନାହିଁ। ତୁମ୍ଭମାନଙ୍କର ମୂଲ୍ୟ ଅନେକ ଚଢ଼େଇଙ୍କ ଅପେକ୍ଷା ବହୁତ ଅଧିକ।

ଯୀଶୁଙ୍କ ଯୋଗୁଁ ଲଜ୍ଜା କର ନାହିଁ(B)

“ମୁଁ ତୁମ୍ଭମାନଙ୍କୁ କହୁଛି, ଯେଉଁ ଲୋକ ସମସ୍ତଙ୍କ ଆଗରେ ଠିଆ ହୋଇ କହେ ଯେ ସେ ମୋ’ଠାରେ ବିଶ୍ୱାସ କରୁଛି, ତା’ହେଲେ ମୁଁ ମନୁଷ୍ୟପୁତ୍ର, ପରମେଶ୍ୱରଙ୍କ ଦୂତମାନଙ୍କ ଆଗରେ କହିବି ଯେ, ସେହି ଲୋକଟି ମୋର ନିଜର ଲୋକ। କିନ୍ତୁ ଯେଉଁ ଲୋକ ଅନ୍ୟମାନଙ୍କ ଆଗରେ ଠିଆ ହୋଇ କୁହେ ଯେ, ସେ ମୋ’ଠାରେ ବିଶ୍ୱାସ କରେ ନାହିଁ, ତେବେ ମୁଁ ମଧ୍ୟ ପରମେଶ୍ୱରଙ୍କ ଦୂତମାନଙ୍କ ଆଗରେ କହିବି ଯେ ସେ ଲୋକ ମୋ’ ନିଜ ଲୋକ ନୁହେଁ।

10 “ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କିଛି କହୁଥିବା ଲୋକକୁ କ୍ଷମା କରି ଦିଆଯାଇ ପାରେ। କିନ୍ତୁ ପବିତ୍ରଆତ୍ମାଙ୍କ ବିରୁଦ୍ଧରେ କହୁଥିବା ଲୋକକୁ କ୍ଷମା କରାଯାଇ ପାରିବ ନାହିଁ।

11 “ଯେତେବେଳେ ଲୋକମାନେ ତୁମ୍ଭମାନଙ୍କୁ ଯିହୂଦୀ ପ୍ରାର୍ଥନାଗୃହ, ଶାସକ ଏବଂ ଅନ୍ୟାନ୍ୟ ଅଧିକାରୀମାନଙ୍କ ଆଗକୁ ଆଣିବେ, ସେତେବେଳେ ତୁମ୍ଭେମାନେ କିପରି ଉତ୍ତର ଦେବ, ଓ କ’ଣ କହିବ, ସେ ବିଷୟରେ ଆଦୌ ଚିନ୍ତା କର ନାହିଁ। 12 କାରଣ ସେହି ସମୟରେ ପବତ୍ର ଆତ୍ମା ତୁମ୍ଭମାନଙ୍କୁ ଶିଖାଇ ଦେବେ ତୁମ୍ଭମାନଙ୍କୁ କ’ଣ କହିବାକୁ ହେବ।।”

ସ୍ୱାର୍ଥପରତା ବିରୁଦ୍ଧରେ ଚେତାବନୀ

13 ଜନସମୂହ ମଧ୍ୟରୁ କେହି ଜଣେ ଯୀଶୁଙ୍କୁ କହିଲା, “ଗୁରୁ! ଆମ୍ଭର ବାପା ଏବେ ମରିଗଲେ। ଆମ୍ଭ ବାପାଙ୍କ ସମ୍ପତ୍ତିକୁ ଆମ୍ଭ ଭିତରେ ଭାଗ କରିବା ପାଇଁ ମୋ’ ଭାଇକୁ କୁହନ୍ତୁ।”

14 ଏହା ଶୁଣି ଯୀଶୁ କହିଲେ, “ମୋତେ ତୁମ୍ଭମାନଙ୍କର ବିଗ୍ଭର କରିବାକୁ କିମ୍ବା ତୁମ୍ଭ ବାପାଙ୍କ ସମ୍ପତ୍ତି ତୁମ୍ଭ ଦୁହିଁଙ୍କ ଭିତରେ ବାଣ୍ଟି ଦେବାକୁ କିଏ କହିଛି?” 15 ଯୀଶୁ କହିଲେ, “ସାବଧାନର ସହିତ ସମସ୍ତ ପ୍ରକାର ଲୋଭରୁ ନିଜକୁ ଦୂରରେ ରଖ। ନିଜର ଅଧିକାରରେ ଥିବା ବିପୁଳ ସମ୍ପତ୍ତିରୁ କେହି କେବେ ଜୀବନ ପାଇ ପାରେ ନାହିଁ।”

16 ତା’ପରେ ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ ଶୁଣାଇଲେ: “ଜଣେ ଧନୀ ଲୋକର କେତେକ ଜମି ଥିଲା। ସେହି ଜମିରେ ବହୁତ ଖାଦ୍ୟଶସ୍ୟ ଫଳିଲା। 17 ଲୋକଟି ମନେ ମନେ ଭାବିଲା, ‘ମୁଁ କ’ଣ କରିବି? ମୋ’ ପାଖରେ ମୋର ସବୁ ଶସ୍ୟତକ ରଖିବା ପାଇଁ ଜାଗା ନାହିଁ।

18 “ତା’ପରେ ସେ କହିଲା, ଠିକ୍ ଅଛି। କ’ଣ କରିବାକୁ ହେବ, ତାହା ମୁଁ ଜାଣିଛି। ମୁଁ ପ୍ରଥମେ ଅମାରଗୁଡ଼ିକ ଭାଙ୍ଗି ଦେଇ ବଡ଼ବଡ଼ ଅମାର ତିଆରି କରିବି ଏବଂ ସବୁତକ ଗହମ ଓ ଭଲ ଜିନିଷ ତକ ଏକାଠି ନୂଆ ଅମାରମାନଙ୍କରେ ରଖି ଦେବି। 19 ତା’ପରେ ମୁଁ ନିଜକୁ କହି ପାରିବି, ମୁଁ ଅନେକ ଉତ୍ତମ ପଦାର୍ଥ ଅନେକ ବର୍ଷ ପାଇଁ ସଞ୍ଚୟ କରି ରଖିଛି। ଏଥର ଆରାମ କର। ଖାଇପିଇ ମଉଜ କର।’

20 “କିନ୍ତୁ ପରମେଶ୍ୱର ତାହାକୁ କହିଲେ, ‘ଆରେ ନିର୍ବୋଧ ମନୁଷ୍ୟ! ଆଜି ରାତିରେ ତୁ ମରିଯିବୁ। ତୁ ଯେଉଁ ପଦାର୍ଥତକ ତୋ’ ପାଇଁ ସାଇତି କରି ରଖିଛୁ, ତାହା କ’ଣ ହେବ? ସେ ସବୁ କିଏ ଭୋଗ କରିବ?’

21 “ଯେଉଁ ଲୋକ କେବଳ ନିଜ ପାଇଁ ଅନେକ ପଦାର୍ଥ ସାଇତି କରି ରଖେ, ତାହା ପ୍ରତି ଏହିଭଳି ଘଟିବ। ପରମେଶ୍ୱରଙ୍କ ଦୃଷ୍ଟିରେ ସେହିଲୋକ ଆଦୌ ଧନୀ ନୁହେଁ।’

ପରମେଶ୍ୱରଙ୍କ ରାଜ୍ୟକୁ ପ୍ରଥମସ୍ଥାନ ଦେବା(C)

22 ଯୀଶୁ ପୁଣି ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ଏଣୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ କ’ଣ ଖାଇ ଜୀବନ ଧାରଣ କରିବ, ସେଥିପାଇଁ ଚିନ୍ତା କର ନାହିଁ। ଶରୀର ଆବୃତ କରିବା ପାଇଁ ଯେଉଁ ଲୁଗା ପଟା ଦରକାର, ସେଥିପାଇଁ ଚିନ୍ତା କର ନାହିଁ। 23 କାରଣ ଜୀବନ ଖାଇବାଠାରୁ ଓ ଶରୀର ପିନ୍ଧିବାଠାରୁ ଅଧିକ ମହତ୍ତ୍ୱପୂର୍ଣ୍ଣ। 24 ପକ୍ଷୀଗୁଡ଼ିକୁ ଦେଖ। ସେମାନେ ବିହନ ବୁଣନ୍ତି ନାହିଁ, କି ଫସଲ ଅମଳ କରନ୍ତି ନାହିଁ। ସଞ୍ଚୟ କରିବା ପାଇଁ ପକ୍ଷୀମାନଙ୍କ ପାଖରେ ଭଣ୍ଡାର ନାହିଁ, କି ଅମାର ନାହିଁ। ତଥାପି ପରମେଶ୍ୱର ସେମାନଙ୍କୁ ଖାଇବାକୁ ଦେଇଥା’ନ୍ତି। ତୁମ୍ଭେମାନେ ତ ପକ୍ଷୀମାନଙ୍କ ଅପେକ୍ଷା କେତେ ଅଧିକ ମୂଲ୍ୟବାନ୍। 25 ତୁମ୍ଭମାନଙ୍କ ଭିତରେ କ’ଣ ଏପରି କିଏ ଅଛି, ଯେ କି ଏଗୁଡ଼ିକ ପାଇଁ ବ୍ୟସ୍ତ ହେବା ଦ୍ୱାରା ନିଜ ପରମାୟୁରେ ଆଉ ଘଡ଼ିଏ ସମୟ ଯୋଡ଼ି ପାରିବ? 26 ତେବେ ତୁମ୍ଭେମାନେ ଯଦି ଏଡ଼ିକି ଛୋଟିଆ କାମଟିଏ କରି ପାରିବ ନାହିଁ, ତେବେ ଅନ୍ୟସବୁ ବଡ଼ ବଡ଼ କାମ ପାଇଁ କାହିଁକି ବ୍ୟସ୍ତ ହୋଇ ପଡ଼ୁଛ?

27 “ବନ୍ୟ ଫୁଲଗୁଡ଼ିକୁ ଦେଖ, ସେମାନେ କିପରି ଫୁଟନ୍ତି? ସେମାନେ ପରିଶ୍ରମ କରନ୍ତି ନାହିଁ, କି ଲୁଗା ବୁଣନ୍ତି ନାହିଁ। କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ ସବୁଠାରୁ ମହାନ୍ ଓ ଧନବାନ ରାଜା ଶଲୋମନ ମଧ୍ୟ ସେହି ଫୁଲମାନଙ୍କ ମଧ୍ୟରୁ କୌଣସି ଗୋଟିଏ ପରି ସୁଦ୍ଧା ସୁସଜ୍ଜିତ ହୋଇପାରି ନ ଥିଲେ। 28 ପରମେଶ୍ୱର ପଡ଼ିଆର ଘାସକୁ ମଧ୍ୟ ସେହିପରି ବସ୍ତ୍ର ଦେଇଛନ୍ତି। ସେହି ଘାସ ଆଜି ବଞ୍ଚିଛି। ଆସନ୍ତା କାଲି ତାକୁ ନିଆଁରେ ଜଳିବା ପାଇଁ ଫିଙ୍ଗି ଦିଆଯିବ। ତୁମ୍ଭମାନଙ୍କ ଜାଣି ରଖିବା ଉଚିତ୍ ଯେ, ପରମେଶ୍ୱର ତୁମ୍ଭମାନଙ୍କୁ ତା’ଠାରୁ ବହୁତ ଅଧିକ ବସ୍ତ୍ର ଦେବେ। ପରମେଶ୍ୱରଙ୍କଠାରେ ତୁମ୍ଭମାନଙ୍କର କ’ଣ ଏତିକି ବିଶ୍ୱାସ ନାହିଁ?

29 “ତେଣୁ ତୁମ୍ଭେମାନେ କ’ଣ ଖାଇବ, କ’ଣ ପିଇବ ସେ ବିଷୟରେ ଆଦୌ ଚିନ୍ତା କର ନାହିଁ। ଆଦୌ ବ୍ୟସ୍ତ ହୁଅ ନାହିଁ। 30 ଏ ପୃଥିବୀରେ ସମସ୍ତେ ସେଗୁଡ଼ିକ ପାଇବା ପାଇଁ ଚେଷ୍ଟା କରୁଛନ୍ତି। ତୁମ୍ଭମାନଙ୍କର ପରମପିତା ଜାଣିଛନ୍ତି ଯେ, ତୁମ୍ଭମାନଙ୍କର ସେଗୁଡ଼ିକ ଦରକାର। 31 ବରଂ ତୁମ୍ଭମାନଙ୍କର ଯେଉଁ ବିଷୟଟି ଗ୍ଭହିଁବା ଉଚିତ୍, ତାହା ହେଉଛି ସ୍ୱର୍ଗରାଜ୍ୟ। ତାହାହେଲେ ତୁମ୍ଭେମାନେ ଦରକାର କରୁଥିବା ଏହି ସମସ୍ତ ବିଷୟ ତୁମ୍ଭମାନଙ୍କୁ ଦିଆଯିବ।

ଧନ ଉପରେ ଭରସା ରଖ ନାହିଁ

32 “ହେ ସାନ ମେଷପଲ! ଭୟ କର ନାହିଁ। ତୁମ୍ଭମାନଙ୍କ ପରମପିତା ତୁମ୍ଭମାନଙ୍କୁ ସେହି ସ୍ୱର୍ଗ ରାଜ୍ୟ ଦେବାକୁ ଗ୍ଭହାନ୍ତି। 33 ତେଣୁ ତୁମ୍ଭେମାନେ ନିଜର ସମସ୍ତ ସମ୍ପତ୍ତି ବିକି ଦେଇ ସେହି ଟଙ୍କା ଗରିବ ଲୋକଙ୍କ ମଧ୍ୟ ବାଣ୍ଟିଦିଅ। ଏ ସଂସାରର ଧନସମ୍ପତ୍ତି ସବୁଦିନ ପାଇଁ ରହିବ ନାହିଁ। ତେଣୁ ସବୁଦିନ ରହି ପାରୁଥିବା ଧନସମ୍ପତ୍ତି ସଂଗ୍ରହ କରା ନିଜ ପାଇଁ ସ୍ୱର୍ଗରେ ଧନସମ୍ପତ୍ତି ସଂଗ୍ରହ କର। ଏହା ଚିରକାଳ ରହିବ। ସ୍ୱର୍ଗରେ ତୁମ୍ଭମାନଙ୍କ ସମ୍ପତ୍ତିକୁ କେହି ଗ୍ଭେରେଇ ନେଇ ପାରିବ ନାହିଁ କି ତାକୁ କୀଟ ନଷ୍ଟ କରି ପାରିବ ନାହିଁ। 34 ତୁମ୍ଭମାନଙ୍କର ଧନସମ୍ପତ୍ତି ଯେଉଁଠାରେ ରହିବ, ତୁମ୍ଭମାନଙ୍କ ହୃଦୟ ମଧ୍ୟ ସେହିଠାରେ ରହିବ।

ସର୍ବଦା ପ୍ରସ୍ତୁତ ରୁହ(D)

35 “କର୍ମ ପାଇଁ ସର୍ବଦା ପ୍ରସ୍ତୁତ ରୁହ। ତୁମ୍ଭର ଦୀପଗୁଡ଼ିକ ଜଳେଇ ରଖ। 36 ବିବାହ ଭୋଜିରୁ ଫେରି ମାଲିକ ଯେପରି ତୁମ୍ଭମାନଙ୍କୁ ପ୍ରସ୍ତୁତ ଦେଖନ୍ତି, ଏପରି ଗ୍ଭକରମାନଙ୍କ ଭଳି ହୁଅ। କାରଣ ମାଲିକ ଫେରି ଆସି କବାଟ ବାଡ଼େଇବା ମାତ୍ରେ ଗ୍ଭକରମାନେ ସଙ୍ଗେ ସଙ୍ଗେ ମାଲିକକୁ ଦୁଆର ଫିଟେଇ ଦେବେ। 37 ସେହି ଗ୍ଭକରମାନେ ଧନ୍ୟ, ଯେଉଁମାନଙ୍କୁ ମାଲିକ ଫେରି ଆସି ଦେଖିବେ ଯେ ସେମାନେ ଜାଗ୍ରତ ଅଛନ୍ତି ଓ ତାହାଙ୍କୁ ଅପେକ୍ଷା କରି ରହିଛନ୍ତି। ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ମାଲିକ ମଧ୍ୟ ସେମାନଙ୍କ ସେବା ପାଇଁ ନିଜକୁ ପ୍ରସ୍ତୁତ କରିବେ। ସେ ସେମାନଙ୍କୁ ବସିବା ପାଇଁ କହିବେ ଓ ନିଜେ ଖାଦ୍ୟ ପରଶି ଦେବେ। 38 ସେହି ଗ୍ଭକରମାନଙ୍କୁ ମାଲିକଙ୍କ ପାଇଁ ଅଧରାତି ବା ତା’ଠାରୁ ଆହୁରି ଅଧିକ ସମୟ ଅପେକ୍ଷା କରିବାକୁ ପଡ଼ିପାରେ। କିନ୍ତୁ ମାଲିକ ଯେତେବେଳେ ଫେରି ଆସି ସେମାନଙ୍କୁ ସେପର୍ଯ୍ୟନ୍ତ ଅପେକ୍ଷା କରିଥିବାର ଦେଖିବେ, ସେତେବେଳେ ସେମାନେ ଖୁସୀ ହୋଇ ଯିବେ।

39 “ମନେରଖ, ଯଦି ଘରର ମାଲିକ ଆଗରୁ ଜାଣି ପାରନ୍ତି ଯେ, ଗ୍ଭେର କେତେବେଳେ ଆସିବ, ତେବେ ସେ ଗ୍ଭେରକୁ ଘରେ ପଶିବାକୁ ଦିଅନ୍ତେ ନାହିଁ। 40 ଏଣୁ ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ରୁହ। କାରଣ ମନୁଷ୍ୟପୁତ୍ର ଏପରି ଏକ ସମୟରେ ଆସିବେ, ଯେଉଁ ସମୟରେ ସେ ଆସିବେ ବୋଲି ତୁମ୍ଭେମାନେ ଆଦୌ ଭାବି ପାରି ନ ଥିବ।”

ବିଶ୍ୱସ୍ତ ସେବକ କିଏ

41 ପିତର ପଗ୍ଭରିଲେ, “ପ୍ରଭୁ! ଏହି ଦୃଷ୍ଟାନ୍ତ ଆପଣ ଆମ୍ଭ ପାଇଁ କହୁଛନ୍ତି ନା ସମସ୍ତଙ୍କ ପାଇଁ?”

42 ଏହା ଶୁଣି ଯୀଶୁ କହିଲେ, “ବିଶ୍ୱାସୀ ଓ ବୁଦ୍ଧିମାନ ସେବକ କିଏ? ମାଲିକ ଅନ୍ୟ ସେବକମାନଙ୍କୁ ସେମାନଙ୍କର ଖାଦ୍ୟ ଠିକ୍ ସମୟରେ ଦେବା ପାଇଁ ଜଣେ ଗ୍ଭକରକୁ ଦାୟିତ୍ୱ ଦେଇଥା’ନ୍ତି, ଯାହାକୁ ଏ କାମ କରିବା ପାଇଁ ମାଲିକ ବିଶ୍ୱାସ କରିବେ ସେ ସେବକ କିଏ? 43 ମାଲିକ ଯେବେ ଆସିଲେ ମଧ୍ୟ ଯେଉଁ ସେବକକୁ ସବୁବେଳେ କାମ ତୁଲାଉଥିବାର ଦେଖିବେ, ସେହି ସେବକ ବହୁତ ଖୁସୀ ହେବ। 44 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ମାଲିକ ତାକୁ ତାହାଙ୍କ ସମସ୍ତ ସମ୍ପତ୍ତିର ଦାୟିତ୍ୱରେ ରହିବା ପାଇଁ ବାଛିବେ।

45 “କିନ୍ତୁ ଯଦି ସେବକଟି ଦୁଷ୍ଟ ହୋଇଥିବ ଓ ମନେ ମନେ କହିବ, ମୋ’ ମାଲିକ ତୁରନ୍ତ ଆସିବେ ନାହିଁ, ତେବେ କ’ଣ ଘଟିବ? ସେ ଅନ୍ୟ ପୁରୁଷ ଓ ମହିଳା ସେବକମାନଙ୍କୁ ମାରପିଟ୍ କରିବା ଆରମ୍ଭ କରିଦେବ ଓ ନିଜେ ଖିଆପିଆରେ ବୁଡ଼ି ରହିବ ଓ ମଦ ପିଇ ମାତାଲ ହେବ। 46 ତା’ପରେ ସେହି ସେବକଟିର ମାଲିକ କୌଣସି ଦିନ ଆସି ପହଞ୍ଚି ଯିବେ। ସେତେବେଳେ ସେବକଟି ପ୍ରସ୍ତୁତ ନ ଥିବ। ମାଲିକ ଆସି ଏପରି ହଠାତ୍ ପହଞ୍ଚି ଯିବେ ବୋଲି ସେବକଟି ଭାବି ମଧ୍ୟ ପାରି ନ ଥିବ। ତା’ପରେ ମାଲିକ ସେବକଟିକୁ କଠିନ ଦଣ୍ଡ ଦେବେ ଓ ଅନ୍ୟ ଅବାଧ୍ୟ ଲୋକଙ୍କ ପାଖକୁ ତଡ଼ି ଦେବେ।

47 “ଯେଉଁ ସେବକ ଆଗରୁ ଜାଣିଥାଏ ଯେ, ମାଲିକଙ୍କ ଇଚ୍ଛା କ’ଣ କିନ୍ତୁ ସେଥିପାଇଁ ଆଦୌ ତତ୍ପର ହୁଏ ନାହିଁ, କିମ୍ବା ମାଲିକଙ୍କ ଇଚ୍ଛା ଅନୁସାରେ କାମ କରେନି, ସେହିଭଳି ସେବକକୁ ଭୀଷଣ ଦଣ୍ଡ ଦିଆଯିବ। 48 କିନ୍ତୁ ଯେଉଁ ସେବକ ନିଜ ମାଲିକଙ୍କ ଇଚ୍ଛା ବିଷୟରେ କିଛି ଜାଣି ନ ଥାଏ, ସେ ଦଣ୍ଡନୀୟ କାମ କରିବ ସେ। ତେବେ ତାକୁ ସେଥିପାଇଁ ନିଜ କର୍ତ୍ତବ୍ୟ ବିଷୟରେ ଜାଣିଥିବା ଗ୍ଭକର ଅପେକ୍ଷା କମ୍ ଦଣ୍ଡ ଦିଆଯିବ। କାରଣ ଯେଉଁ ଲୋକକୁ ଅଧିକ ଦିଆଯାଇଛି, ସେ ବିଷୟ ପାଇଁ ଦାୟୀ ହେବ। ଯେଉଁ ଲୋକକୁ ଅଧିକ ଦିଆଯାଇଛି ତା’ଠାରୁ ବହୁତ ଅଧିକ ଆଶା କରାଯିବ।”

ଲୋକମାନେ ଯୀଶୁଙ୍କ ସହ ଏକମତ ହେବେ ନାହିଁ(E)

49 ଯୀଶୁ କହି ଗ୍ଭଲିଲେ, “ମୁଁ ଏ ପୃଥିବୀରେ ନିଆଁ ଜଳେଇବାକୁ ଆସିଛି। ମୁଁ ଗ୍ଭହୁଁଛି ଏହା ଆଗରୁ ଜଳୁଥା’ନ୍ତା। 50 ମୋତେ ‘ଅନ୍ୟପ୍ରକାରର ବାପ୍ତିସ୍ମ’ [a] ଦ୍ୱାରା ବାପ୍ତିଜିତ ହେବାକୁ ପଡ଼ିବ। ଏହା ନ ହେବା ପର୍ଯ୍ୟନ୍ତ ମୁଁ ପୀଡ଼ା ଅନୁଭବ କରୁଛି। 51 ତୁମ୍ଭେମାନେ କ’ଣ ଭାବୁଛ ଯେ ମୁଁ ଶାନ୍ତି ଦେବା ପାଇଁ ଏ ପୃଥିବୀକୁ ଆସିଛି? ନା, ମୁଁ ପୃଥିବୀକୁ ଭାଗ ଭାଗ କରିଦେବାକୁ ଆସିଛି। 52 ଏଣିକି ବର୍ତ୍ତମାନଠାରୁ ଗୋଟିଏ ଘରେ ପାଞ୍ଚ ଜଣ ଲୋକ ଥିଲେ ସେମାନେ ପରସ୍ପରର ବିରୋଧୀ ହୋଇଯିବେ। ତିନି ଜଣ ଦୁଇଜଣଙ୍କ ବିରୁଦ୍ଧରେ ଠିଆ ହେବେ କିମ୍ବା ଦୁଇଜଣ ତିନି ଜଣଙ୍କ ବିରୁଦ୍ଧରେ ଠିଆ ହେବେ।

53 ବାପ ପୁଅର ବିରୋଧୀ,
    ପୁଅ ବାପର ବିରୋଧୀ,
ମା ଝିଅର ବିରୋଧୀ,
    ଝିଅ ମାର ବିରୋଧୀ,
ଶାଶୁ ବୋହୂର ବିରୋଧୀ
    ଓ ବୋହୂ ଶାଶୁର ବିରୋଧୀ ହୋଇଯିବ।”

ବୁଝିବା ସମୟର ଚିହ୍ନ(F)

54 ଯୀଶୁ ଲୋକମାନଙ୍କୁ କହିବାକୁ ଲାଗିଲେ, “ତୁମ୍ଭେମାନେ ପଶ୍ଚିମ ଦିଗରୁ ମେଘ ଉଠିବା ଦେଖିଲେ କୁହ, ‘ଝଡ଼ବର୍ଷା ଆସୁଛି’ ତା’ପରେ ତାହା ହିଁ ହୁଏ। 55 ଦକ୍ଷିଣ ଦିଗରୁ ପବନ ବୋହିଲେ ତୁମ୍ଭେମାନେ କୁହ, ‘ଗରମ ହେବ।’ ତା’ପରେ ତାହା ହିଁ ହୁଏ। 56 ହେ କପଟୀଗଣ! ତୁମ୍ଭେମାନେ ପାଗ ବିଷୟରେ ତ ଜାଣି ପାରୁଛ। ତେବେ ଏହି ସମୟରେ କ’ଣ ଘଟୁଛି, ତାହା କାହିଁକି ଜାଣି ପାରୁ ନାହଁ?

ନିଜ ସମସ୍ୟାର ସମାଧାନ କର(G)

57 “ଯାହା ଠିକ୍, ତାହା ତୁମ୍ଭେମାନେ ନିଜେ ନିଷ୍ପତ୍ତି କରି ପାରୁ ନାହଁ କାହିଁକି? 58 ଯଦି ତୁମ୍ଭେ ତୁମ୍ଭ ବିରୋଧୀ ସହିତ ବିଗ୍ଭରାଳୟକୁ ଯାଉଛ, ତେବେ ରାସ୍ତାରେ ତା’ ସହିତ ବୁଝାମଣା କରିବାକୁ ଚେଷ୍ଟା କର। ତା’ ନ ହେଲେ ସେ ତୁମ୍ଭକୁ ବିଗ୍ଭରପତିଙ୍କ ଆଗକୁ ଟାଣିନେବ। ବିଗ୍ଭରପତି ତୁମ୍ଭକୁ ଅଧିକାରୀଙ୍କ ହାତରେ ଦେଇଦେବେ ଏବଂ ଅଧିକାରୀ ତୁମ୍ଭକୁ କାରାଗାରରେ ବନ୍ଦୀ କରିବେ। 59 ଯେଉଁଦିନ ପର୍ଯ୍ୟନ୍ତ ତୁମ୍ଭେ ପ୍ରତ୍ୟେକ ଋଣର ମୂଲ୍ୟ ଶେଷ ପଇସା ପର୍ଯ୍ୟନ୍ତ ନ ଦେଇଛ, ସେ ପର୍ଯ୍ୟନ୍ତ ତୁମ୍ଭେମାନେ ସେଠାରୁ ମୁକ୍ତି ପାଇ ପାରିବ ନାହିଁ।”

ଆୟୁବ ପୁସ୍ତକ 27

27 ତା’ପରେ ଆୟୁବ ତା’ର କାହାଣୀ ବର୍ଣ୍ଣନା କରି କହିଲା,

“ପ୍ରକୃତରେ ପରମେଶ୍ୱର ଜୀବିତ ଏବଂ ଯେତେ ସତ୍ୟ ଭାବରେ ସେ ଅଛନ୍ତି,
    ସେ ସତରେ ମୋ’ ପ୍ରତି ଅନ୍ୟାୟ କରିଛନ୍ତି।
ପରମେଶ୍ୱର, ସର୍ବଶକ୍ତିମାନ ମୋ’ ଜୀବନ ତିକ୍ତ କରିଛନ୍ତି।
    ଯେପର୍ଯ୍ୟନ୍ତ ମୋ’ ଶରୀରରେ ପ୍ରାଣ ଅଛି
    ଏବଂ ଯେପର୍ଯ୍ୟନ୍ତ ପରମେଶ୍ୱର ପ୍ରଦତ୍ତ ନିଶ୍ୱାସ ବାୟୁ ମୋ’ ନାକରୁ ନିର୍ଗତ ହେଉଛି।
ଏହା ପରେ ମୋ’ ଓଠରୁ ଖରାପ ବିଷୟ ବାହାରିବ ନାହିଁ।
    ମୋର ଜିହ୍ୱା ମିଥ୍ୟାକଥା କହିବ ନାହିଁ।
ମୁଁ କେବେ ମାନିବି ନାହିଁ ତୁମ୍ଭେ ସତ୍ୟ।
    ମୁଁ ମଲା ପର୍ଯ୍ୟନ୍ତ କହିଯିବି ଯେ, ମୁଁ ନିରପରାଧ ଅଟେ।
ମୁଁ ମୋର ଧାର୍ମିକତାକୁ ଦୃଢ଼ ଭାବରେ ଧରିବି।
    ମୁଁ କେବେ ଠିକ୍ ବାଟକୁ ପରିତ୍ୟାଗ କରିବି ନାହିଁ।
    ମୁଁ ବଞ୍ଚିଥିବା ପର୍ଯ୍ୟନ୍ତ ମୋର ବିବେକ ମୋତେ ନିନ୍ଦା କରିବ ନାହିଁ।
ଲୋକେ ମୋ’ ବିରୁଦ୍ଧରେ ଛିଡ଼ା ହେବେ।
    ମୁଁ ଆଶା କରୁଛି ମୋର ଶତ୍ରୁମାନେ ଦୁଷ୍ଟ ଲୋକଙ୍କ ଭଳି ଦଣ୍ଡ ପାଇଥିବେ।
ପରମେଶ୍ୱରଙ୍କଠାରେ ଆସ୍ଥା ବିହୀନ ବ୍ୟକ୍ତି ମୃତ୍ୟୁ ସମୟରେ କ’ଣ ଆଶା କରିବ?
    ଯେତେବେଳେ ପରମେଶ୍ୱର ତା’ର ପ୍ରାଣ ନିଅନ୍ତି,
    ସେହି ଲୋକର କୌଣସି ଆଶା ନ ଥାଏ।
ପରମେଶ୍ୱର କ’ଣ ତା’ର ସାହାଯ୍ୟର ଡାକ ଶୁଣିବେ,
    ଯେତେବେଳେ ତା’ ପ୍ରତି ଅସୁବିଧା ଆସିବ?
10 ସେହି ଲୋକ କ’ଣ ସର୍ବଶକ୍ତିମାନଙ୍କୁ ଗୁହାରି କରି ଆନନ୍ଦ ଅନୁଭବ କରିବ?
    ସେ ସବୁ ସମୟରେ ପରମେଶ୍ୱରଙ୍କୁ ଡାକିବା ଉଚିତ୍ ଥିଲା।

11 “ମୁଁ ତୁମ୍ଭକୁ ପରମେଶ୍ୱରଙ୍କ ଶକ୍ତି ସମ୍ପର୍କରେ ଶିକ୍ଷା ଦେବି।
    ମୁଁ ପରମେଶ୍ୱରଙ୍କ କୌଣସି ଯୋଜନା ତୁମ୍ଭଠାରେ ଲୁଗ୍ଭଇବି ନାହିଁ।
12 ତୁମ୍ଭେ ନିଜ ଆଖିରେ ପରମେଶ୍ୱରଙ୍କ ଶକ୍ତି ଦେଖିଛ।
    ତେଣୁ କାହିଁକି ତୁମ୍ଭେ ସେହି ବାଜେ କଥା କହୁଛ?

13 “ତେଣୁ ଏହା ହିଁ ପରମେଶ୍ୱରଙ୍କ ଇଚ୍ଛା ଦୁଷ୍ଟଲୋକଙ୍କ ପାଇଁ,
    ଏହା ହିଁ ସର୍ବଶକ୍ତିମାନ ପରମେଶ୍ୱରଙ୍କ ଇଚ୍ଛା ନିଷ୍ଠୁର ଲୋକମାନଙ୍କ ପ୍ରତି।
14 ଜଣେ ଦୁଷ୍ଟ ଲୋକର ବହୁତ ସନ୍ତାନ ଥାଇ ପାରନ୍ତି।
    ତା’ର ସମସ୍ତ ସନ୍ତାନ ଯୁଦ୍ଧରେ ମୃତ୍ୟୁବରଣ କରିବେ।
    ଦୁଷ୍ଟ ଲୋକର ପିଲାମାନେ ଖାଇବାକୁ ଯଥେଷ୍ଟ ପାଇବେ ନାହିଁ।
15 ତା’ର ସମସ୍ତ ପିଲାମାନେ ମରିବେ
    ଏବଂ ତା’ର ବିଧବାମାନେ ଦୁଃଖ କରିବେ ନାହିଁ।
16 ଜଣେ ଦୁଷ୍ଟ ଲୋକ ହୁଏତ ବହୁତ ରୂପା ପାଇବ, ତାହା ତା’ ପ୍ରତି ମଇଳା ପରି।
    ତା’ର ହୁଏତ ଏତେ ଲୁଗା ଥିବ, ଯାହା ତା’ ପ୍ରତି ମାଟିଗଦା ପରି।
17 କିନ୍ତୁ ଜଣେ ଧାର୍ମିକ ଲୋକ ତା’ର ପୋଷାକ ପିନ୍ଧିବାକୁ ପାଇବ।
    ନିରୀହ ଲୋକ ତା’ର ରୂପାସବୁ ପାଇବ।
18 ଜଣେ ଦୁଷ୍ଟ ଲୋକର ଗୃହ ତିଆରି କଲେ ବି ଏହା ବେଶୀଦିନ ତିଷ୍ଠିବ ନାହିଁ।
    ଏହା ବୁଢ଼ିଆଣୀ ଜାଲଭଳି ହେବ କିମ୍ବା ପ୍ରହରୀର ତମ୍ବୁଭଳି ହେବ।
19 ଦୁଷ୍ଟ ବ୍ୟକ୍ତି ଶୋଇବାକୁ ଗଲାବେଳେ ତା’ ପାଖରେ ଅମାପ ଧନ ଥିବ
    କିନ୍ତୁ ସକାଳୁ ସେ ଆଖି ଖୋଲିବା ମାତ୍ରେ ତା’ର ଧନ ଆଉ ନ ଥିବ।
20 ଆତଙ୍କ ତା’ ବିରୁଦ୍ଧରେ ହଠାତ୍ ବନ୍ୟା ପରି ଆସିବ।
    ଏବଂ ବାତ୍ୟା ରାତିରେ ଆସି ତାକୁ ଉଡ଼ାଇ ନେଇଯିବ।
21 ପୂର୍ବ ଦିଗର ପବନ ତାକୁ ଉଡ଼ାଇ ନେବ।
    ସେ ଚିରଦିନ ପାଇଁ ବିଦାୟ ନେବ, ଝଡ଼ ତାକୁ ତା’ର ଘରୁ ଉଡ଼ାଇ ନେବ।
22 ଦୁଷ୍ଟ ବ୍ୟକ୍ତି ସେହି ଝଡ଼ରୁ ରକ୍ଷା ପାଇବାକୁ ସକଳ ପ୍ରକାର ଚେଷ୍ଟା କରିବ।
    କିନ୍ତୁ ସେହି ଝଡ଼ ତାକୁ ନିର୍ଦ୍ଦୟ ଭାବର ଆଘାତ କରିବ।
23 ଲୋକେ ତାକୁ ଦେଖି ତାଳି ମାରିବେ।
    ଯେତେବେଳେ ସେ ନିଜ ଘରୁ ଦୌଡ଼ି ପଳାଇବାକୁ ଚେଷ୍ଟା କରୁଥିବ, ଲୋକେ ହୁଇସିଲ ମାରି ଦେଖୁଥିବେ।”

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 13

13 ଯଦି ମୁଁ ମଣିଷମାନଙ୍କର ବିଭିନ୍ନ ଭାଷାରେ ବା ସ୍ୱର୍ଗଦୂତଙ୍କ ଭାଷାରେ କହିପାରେ, ମାତ୍ର ମୋ’ଠାରେ ପ୍ରେମ ନାହିଁ, ତାହାହେଲେ ମୁଁ ଶବ୍ଦ କାରକ ପିଟା ଘଣ୍ଟା ବା ଝାଞ୍ଜ ଭଳି ଅଟେ। ମୋ’ ପାଖରେ ଭାବବାଣୀ କହିବାର ଶକ୍ତି ଥାଇପାରେ, ମୁଁ ପରମେଶ୍ୱରଙ୍କ ସମସ୍ତ ନିଗୂଢ଼ତତ୍ତ୍ୱ ଜାଣି ଥାଇପାରେ, ମୋର ସମସ୍ତ ଜ୍ଞାନ ଥାଇପାରେ, ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଥାଇପାରେ, କିନ୍ତୁ ଯଦି ମୋ’ଠାରେ ପ୍ରେମ ନାହିଁ, ତା’ହେଲେ ମୁଁ କିଛି ନୁହେଁ। ଯଦି ମୁଁ ମୋର ସମସ୍ତ ସମ୍ପତ୍ତି ଦରିଦ୍ରକୁ ଖୁଆଇବା ପାଇଁ ଦାନ କରି ଦେଇପାରେ, ବା ନିଜ ଶରୀରକୁ ଦଗ୍ଧ ହେବା ପାଇଁ ସମର୍ପଣ କରି ଦେଇପାରେ, ମାତ୍ର ମୋହର ପ୍ରେମ ନ ଥାଏ, ତେବେ ମୁଁ କିଛି ପାଇବି ନାହିଁ।

ପ୍ରେମ ଦୀର୍ଘ ସହିଷ୍ଣୁ। ପ୍ରେମ ଦୟାବାନ। ପ୍ରେମରେ ଈର୍ଷା ନ ଥାଏ। ସେ ଗର୍ବ କରେ ନାହିଁ, ସେ ଅହଂକାରୀ ନୁହେଁ। ପ୍ରେମ ଅନୁଚିତ୍ ବ୍ୟବହାର କରେ ନାହିଁ, ସ୍ୱାର୍ଥ ଚେଷ୍ଟା କରେ ନାହିଁ। ସହଜରେ ବିରକ୍ତ ହୁଏ ନାହିଁ। ପ୍ରେମ କେବେ ହେଲେ ତା’ ପ୍ରତି ହୋଇଥିବା ଅପକାରକୁ ମନରଖେ ନାହିଁ। ସେ ଅଧର୍ମରେ କଦାପି ଆନନ୍ଦ କରେ ନାହିଁ, ମାତ୍ର ସେ ସତ୍ୟରେ ଆନନ୍ଦ କରେ। ପ୍ରେମ ସମସ୍ତ ବିଷୟ ସହ୍ୟ କରେ। ପ୍ରେମ ସମସ୍ତ ବିଶ୍ୱାସ କରେ; ସମସ୍ତ ଭରସା କରେ, ସବୁ ବିଷୟରେ ଧୈର୍ଯ୍ୟ ଧରି ରହେ।

ପ୍ରେମ କଦାପି ଶେଷ ହୁଏ ନାହିଁ। ଯଦି ଭାବବାଣୀ ଥାଏ, ତାହା ଲୋପ ହେବ, ଅନେକ ଭାଷା କହିବା ଶକ୍ତି ବନ୍ଦ ହୋଇଯିବ; ଯଦି ଜ୍ଞାନ ଥାଏ ତାହା ଲୋପ ହେବ। କାରଣ ଆମ୍ଭକୁ ଜ୍ଞାନ ଓ ଭବିଷ୍ୟଦ୍‌‌ବାଣୀ ଆଂଶିକ ହେବାରୁ ଏହା ଲୋପ ହେବ। 10 କିନ୍ତୁ ସିଦ୍ଧ ବିଷୟ ଉପସ୍ଥିତ ହେଲେ ସମସ୍ତ ଆଂଶିକ ବିଷୟ ଲୋପ ହେବ।

11 ମୁଁ ଯେତେବେଳେ ଶିଶୁଥିଲି, ମୁଁ ଶିଶୁ ପରି କହୁଥିଲି, ମୁଁ ଶିଶୁ ପରି ବିଗ୍ଭର କରୁଥିଲି, ମୁଁ ଶିଶୁ ପରି ଯୋଜନା କରୁଥିଲି। ଯେତେବେଳେ ମୁଁ ବୟସ୍କ ହେଲି, ମୁଁ ସେହି ଶିଶୁ ବେଳର କଥାଗୁଡ଼ିକୁ ଛାଡ଼ି ଦେଲି। 12 ସେହି ପ୍ରକାର ଆମ୍ଭେ ଗୋଟିଏ ଦର୍ପଣ ସାହାଯ୍ୟରେ ଦେଖୁଛୁ, କିନ୍ତୁ ସେତେବେଳେ ଆମ୍ଭେ ପୁଷ୍ପ ଦେଖିବା। ମୁଁ ଏବେ କେବଳ ଆଂଶିକଭାବରେ ଜାଣିଛି, କିନ୍ତୁ ସେତେବେଳେ ପରମେଶ୍ୱର ମୋତେ ଯେପରି ଜାଣିଛନ୍ତି, ସେହିପରି ମୁଁ ସମ୍ପୂର୍ଣ୍ଣ ଭାବରେ ଜାଣିବି। 13 ଅତଏବ ବିଶ୍ୱାସ, ଭରସା ଓ ପ୍ରେମ ସ୍ଥାୟୀ ଅଟେ। ଉକ୍ତ ତିନୋଟି ମଧ୍ୟରୁ ପ୍ରେମ ହେଉଛି ସର୍ବୋତ୍କୃଷ୍ଟ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center