Print Page Options
Previous Prev Day Next DayNext

M’Cheyne Bible Reading Plan

The classic M'Cheyne plan--read the Old Testament, New Testament, and Psalms or Gospels every day.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଯାତ୍ରାପୁସ୍ତକ 19

ଇସ୍ରାଏଲ ସହିତ ପରମେଶ୍ୱରଙ୍କ ଚୁକ୍ତି

19 ମିଶର ଦେଶରୁ ଇସ୍ରାଏଲୀୟମାନେ ବାହାରି ତୃତୀୟ ମାସର ପ୍ରଥମ ଦିନରେ ଆସି ସୀନୟ ମରୁଭୂମିରେ ପହଞ୍ଚିଲେ। ସେମାନେ ରଫୀଦୀମଠାରୁ ଯାଇ ସୀନୟ ମରୁଭୂମିରେ ପହଞ୍ଚିଲେ ଓ ସେମାନେ ପର୍ବତ ନିକଟସ୍ଥ ମରୁଭୂମିରେ ଛାଉଣି ସ୍ଥାପନ କଲେ। ଏହା ପରେ ମୋଶା ଉପରକୁ ଚଢ଼ି ପରମେଶ୍ୱରଙ୍କ ନିକଟକୁ ଗଲେ। ପରମେଶ୍ୱର ତାଙ୍କୁ ପର୍ବତ ଶିଖରରୁ ଡାକିଲେ ଏବଂ କହିଲେ, “ଏହି ସୂଚନା ଯାକୁବର ପରିବାର ଇସ୍ରାଏଲୀୟମାନଙ୍କୁ ଦିଅ। ତୁମ୍ଭେମାନେ ଦେଖିଛ ମୁଁ ମିଶର ବାସୀମାନଙ୍କର ଯାହା କରିଛି। ତୁମ୍ଭେମାନେ ଦେଖିଛ ମୁଁ ତୁମ୍ଭକୁ କିପରି ମିଶରରୁ ଉତ୍କ୍ରୋଶପକ୍ଷୀ ସଦୃଶ ଉଠାଇ ମୋ’ ପାଖକୁ ଆଣିଲି। ତେଣୁ ସେମାନଙ୍କୁ ମୋର ଆଜ୍ଞା ମାନିବା ପାଇଁ କୁହ। ସେମାନଙ୍କୁ ମୋର ନିୟମ ପାଳନ କରିବାକୁ ଦିଅ। ଯଦି ତୁମ୍ଭେ ଏପରି କର, ତେବେ ତୁମ୍ଭେମାନେ ମୋର ଆପଣାର ରତ୍ନଭଣ୍ଡାର ହୋଇ ରହିବ ଯେହେତୁ ସମଗ୍ର ପୃଥିବୀ ମୋର। ମୋ’ ପାଇଁ ତୁମ୍ଭେମାନେ ଯାଜକମାନଙ୍କର ଏକ ରାଜ୍ୟ ଏବଂ ପବିତ୍ର ରାଷ୍ଟ୍ର ହେବ।’ ମୋଶା, ଏହି ସମସ୍ତ କଥା ତୁମ୍ଭେ ଇସ୍ରାଏଲୀୟମାନଙ୍କୁ କୁହ।”

ତେଣୁ ମୋଶା ଗଲେ ଓ ସମସ୍ତ ପ୍ରାଚୀନବର୍ଗମାନଙ୍କୁ ଡାକି ଏକତ୍ର କରାଇଲେ। ମୋଶା ସେମାନଙ୍କୁ ପରମେଶ୍ୱରଙ୍କର ଆଜ୍ଞା ସମସ୍ତ କହିଲେ। ସମସ୍ତ ଲୋକେ ଏକ ସମୟରେ କହିଲେ, “ଆମ୍ଭେ ସଦାପ୍ରଭୁଙ୍କର ସମସ୍ତ ଆଜ୍ଞା ମାନିବୁ।”

ଏହା ପରେ ମୋଶା ପୁନରାୟ ପର୍ବତ ଉପରକୁ ପରମେଶ୍ୱରଙ୍କର ନିକଟକୁ ଗଲେ। ମୋଶା ପରମେଶ୍ୱରଙ୍କୁ କହିଲେ, ଲୋକମାନେ ଆପଣଙ୍କର ସମସ୍ତ ଆଜ୍ଞା ମାନିବେ। ଏବଂ ସଦାପ୍ରଭୁ ମୋଶାଙ୍କୁ କହିଲେ, “ମୁଁ ନିବିଡ଼ ମେଘରେ ତୁମ୍ଭ ନିକଟକୁ ଆସିବି। ମୁଁ ତୁମ୍ଭକୁ ଏକଥା କହିବି ଯେପରି ସମସ୍ତେ ଶୁଣି ପାରିବେ। ମୁଁ ଏପରି କରିବି କାରଣ ସମସ୍ତ ଲୋକ ତୁମ୍ଭ ଉପରେ ବିଶ୍ୱାସ ରଖିବେ। ତୁମ୍ଭେ ସେମାନଙ୍କୁ ଯାହା କହିବ ସେମାନେ ତାହା ବିଶ୍ୱାସ କରିବେ।”

ଏହା ପରେ ମୋଶା ପରମେଶ୍ୱରଙ୍କୁ ଲୋକମାନଙ୍କର ସମସ୍ତ କଥା କହିଲେ।

10 ଏବଂ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆଜି ଏବଂ ଆସନ୍ତା କାଲି ତୁମ୍ଭେ ଏକ ବିଶେଷ ସଭାର ଆୟୋଜନ କର। ଲୋକମାନେ ସମସ୍ତେ ତାଙ୍କର ବସ୍ତ୍ର ଧୌତ କରି ପିନ୍ଧିବେ। 11 ଏବଂ ତୃତୀୟ ଦିନ ପାଇଁ ପ୍ରସ୍ତୁତ ହୋଇ ରହିବେ କାରଣ ଏହି ଦିନ ଆମ୍ଭେ ସୀନୟ ପର୍ବତ ଉପରକୁ ଓହ୍ଲାଇ ଆସିବୁ। ଏବଂ ସମସ୍ତ ଲୋକେ ମୋତେ ଦେଖି ପାରିବେ। 12 କିନ୍ତୁ ତୁମ୍ଭେ ଲୋକମାନଙ୍କୁ ଦୂରେଇ ରହିବା ପାଇଁ କୁହ। ଏକ ସୀମା ନିର୍ଦ୍ଧାରଣ କର, ସେହି ସୀମାକୁ ଯେପରି କେହି ସ୍ପର୍ଶ କରି ପାରିବ ନାହିଁ। ପଶୁ ହେଉ କି ମନୁଷ୍ୟ ହେଉ ଯିଏ ପର୍ବତ ସ୍ପର୍ଶ କରିବ ସେ ମରିବ। 13 କିଏ ପଥର ଛେଗ୍ଭରେ ମରିବ ତ କିଏ ବାଣ ଦ୍ୱାରା ମରିବ। କିନ୍ତୁ କେହି ଏହି ବ୍ୟକ୍ତିକୁ ହତ୍ୟା କରି ପାରିବେ ନାହିଁ। ଲୋକମାନଙ୍କୁ ଏହିପରି ତୂରୀ ବାଜିବା ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡ଼ିବ। ଏହା ପରେ ସେମାନେ ପର୍ବତ ଉପରକୁ ଯାଇ ପାରିବେ।”

14 ତେଣୁ ମୋଶା ପର୍ବତରୁ ଓହ୍ଲାଇ ଲୋକମାନଙ୍କ ନିକଟକୁ ଗଲେ, ସମସ୍ତ ଲୋକେ ସେମାନଙ୍କର ବସ୍ତ୍ର ଧୌତ କରି ନିଜକୁ ପବିତ୍ର କଲେ।

15 ଏହା ପରେ ମୋଶା ଲୋକମାନଙ୍କୁ କହିଲେ, “ତୃତୀୟ ଦିନରେ ପ୍ରସ୍ତୁତ ହୁଅ। ତୁମ୍ଭେମାନେ ସ୍ତ୍ରୀ ଲୋକଙ୍କ ସଂସ୍ପର୍ଶରେ ଆସିବ ନାହିଁ।”

16 ତୃତୀୟ ଦିନ ପ୍ରଭାତରେ ଏକ ଘନ ମେଘ ପର୍ବତକୁ ସ୍ପର୍ଶ କଲା। ଘଡ଼ଘଡ଼ି, ବିଜୁଳି ଏବଂ ଏକ ଗମ୍ଭୀର ତୂରୀ ଧ୍ୱନି ଶୁଣାଗଲା। ଛାଉଣିର ଲୋକମାନେ ଭୟଭୀତ ହୋଇଗଲେ। 17 ଏହା ପରେ ମୋଶା ଲୋକମାନଙ୍କୁ ଛାଉଣିରୁ ବାହାର କରି ପରମେଶ୍ୱରଙ୍କର ସାକ୍ଷାତ ପାଇଁ ପର୍ବତର ପାଦଦେଶକୁ ଆଣିଲେ। 18 ସୀନୟ ପର୍ବତ ଧୂଆଁରେ ପରିପୂର୍ଣ୍ଣ ଥିଲା। ଚିମିନିରୁ ଧୂଆଁ ବାହାରିଲା ପରି ପର୍ବତରୁ ଧୂଆଁ ବାହାରୁଥିଲା। ଏପରି ଘଟିଲା କାରଣ ସଦାପ୍ରଭୁ ଅଗ୍ନି ବାହନରେ ପର୍ବତରେ ଅବତରଣ କରିଥିଲେ। ପର୍ବତଟି କମ୍ପନ କରିବାକୁ ଲାଗିଲା। 19 ତୂରୀ ଧ୍ୱନି ଅଧିକରୁ ଅଧିକ ଶବ୍ଦରେ ଶୁଭିଲା। ମୋଶା ପରମେଶ୍ୱରଙ୍କୁ ଯେକୌଣସି ପ୍ରଶ୍ନ କଲେ ପରମେଶ୍ୱର ପ୍ରତ୍ୟେକ ଥର ବଜ୍ର ସ୍ୱରରେ ଉତ୍ତର ଦେଲେ।

20 ଏହା ପରେ ସଦାପ୍ରଭୁ ପର୍ବତ ଉପରେ ଅବତରଣ କଲାପରେ ସେ ମୋଶାଙ୍କୁ ପର୍ବତ ଉପରକୁ ଡାକିଲେ। ତେଣୁ ମୋଶା ପର୍ବତ ଉପରକୁ ଚଢ଼ିଲେ।

21 ସଦାପ୍ରଭୁ ମୋଶାଙ୍କୁ କହିଲେ, “ତଳକୁ ଯାଇ ଲୋକମାନଙ୍କୁ ସତର୍କ କରାଇ ଦିଅ ଯେ ସେମାନେ ମୋ’ ଆଡ଼କୁ ଗ୍ଭହିଁବେ ନାହିଁ କି ମୋ’ ନିକଟକୁ ଆସିବେ ନାହିଁ, ଯଦି କିଏ ଅମାନ୍ୟ କରେ ତେବେ ସେ ମରିବ। 22 ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ହୋଇଥା’ନ୍ତି, ସେମାନେ ହିଁ ନିଜ ନିଜକୁ ପବିତ୍ର କରନ୍ତୁ। ନ ହେଲେ ସେମାନେ ଦଣ୍ଡ ଭୋଗ କରିବେ।”

23 ତହିଁରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ଲୋକମାନେ ସୀନୟ ପର୍ବତକୁ ଆସି ପାରିବେ ନାହିଁ। କାରଣ ତୁମ୍ଭେ ଦୃଢ଼ ଆଜ୍ଞା ଦେଇ ଆମ୍ଭମାନଙ୍କୁ କହିଛ ଯେ, ପର୍ବତର ସୀମା ନିରୂପଣ କର ଓ ତାହା ପବିତ୍ର କର।”

24 ସଦାପ୍ରଭୁ ମୋଶାଙ୍କୁ କହିଲେ, “ଓହ୍ଲାଇ ଯାଅ। ତୁମ୍ଭେ ହାରୋଣ ସହିତ ଆରୋହଣ କରିବ। ମାତ୍ର ଦେଖ, ଯାଜକଗଣ ଓ ଲୋକମାନେ ଯେପରି ସୀମା ଅତିକ୍ରମ ନ କରନ୍ତି, ନ ହେଲେ ମୁଁ ସେମାନଙ୍କୁ ଦଣ୍ଡ ଦେବି।”

25 ତେଣୁ ମୋଶା ଓହ୍ଲାଇ ଗଲେ ଓ ଲୋକମାନଙ୍କୁ କହିଲେ।

ଲୂକ ଲିଖିତ ସୁସମାଗ୍ଭର 22

ଯିହୂଦୀ ନେତାମାନେ ଯୀଶୁଙ୍କୁ ମାରିଦେବାକୁ ଗ୍ଭହିଁଲେ(A)

22 ଖମୀରଶୂନ୍ୟ ରୋଟୀ ପର୍ବ, ଯାହାକୁ ନିସ୍ତାରପର୍ବ ମଧ୍ୟ କୁହାଯାଏ, ତାହାର ସମୟ ନିକଟ ହୋଇ ଆସୁଥିଲା। ପ୍ରଧାନଯାଜକ ଓ ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କୁ ଜୀବନରେ ମାରିଦେବା ପାଇଁ ଉପାୟ ଖୋଜୁଥିଲେ। କିନ୍ତୁ ସେମାନେ ଲୋକମାନଙ୍କୁ ଭୟ କରୁଥିଲେ।

ଯୀଶୁଙ୍କ ବିରୁଦ୍ଧରେ ଯିହୂଦାଙ୍କ ଯୋଜନା

ଯୀଶୁଙ୍କର ବାରଜଣ ପ୍ରେରିତଙ୍କ ମଧ୍ୟରେ ଜଣକର ନାମ ଥିଲା ଇଷ୍କାରିୟୋତ ଯିହୂଦା। ଶୟତାନ ଯିହୂଦାଙ୍କ ଶରୀର ମଧ୍ୟରେ ପ୍ରବେଶ କରି ତାହାଙ୍କୁ ଗୋଟିଏ ଖରାପ କାମ କରିବା ପାଇଁ ପ୍ରବର୍ତ୍ତାଇଲା। ଯିହୂଦା ଯାଇ ପ୍ରଧାନଯାଜକ ଓ ମନ୍ଦିରର ସେନାପତିମାନଙ୍କ ସହିତ କଥାବାର୍ତ୍ତା କଲା। ଯୀଶୁଙ୍କୁ ସେମାନଙ୍କ ହାତରେ ସମର୍ପଣ କରିବା ପାଇଁ ଯିହୂଦା ସେମାନଙ୍କ ସହିତ ଏକ ମନ୍ତ୍ରଣା କଲା। ଏଥିରେ ଯାଜକମାନେ ଖୁସୀ ହୋଇଗଲେ। ଯୀଶୁଙ୍କୁ ସେମାନଙ୍କ ହାତରେ ଦେଇଦେଲେ ସେମାନେ ଯିହୂଦାକୁ ଅର୍ଥ ଦେବା ପାଇଁ ପ୍ରତିଶ୍ରୁତି ଦେଲେ। ଯିହୂଦା ରାଜି ହେଲା। ସେ ଯୀଶୁଙ୍କୁ ଯାଜକମାନଙ୍କ ହାତରେ ଧରେଇ ଦେବା ପାଇଁ ଗୋଟିଏ ସୁଯୋଗର ଅପେକ୍ଷାରେ ରହିଲା। ଯିହୂଦା ଗ୍ଭହୁଁଥିଲା ଯେ, ଯେତେବେଳେ କୌଣସି ଲୋକ ଉପସ୍ଥିତ ନ ଥିବେ, ସେ ସେତିକିବେଳେ ଏ କାମ କରିବ।

ନିସ୍ତାରପର୍ବର ଖାଦ୍ୟ ତିଆରି(B)

ଖମୀରହୀନ ରୋଟୀ ପର୍ବର [a] ଦିନଟି ଆସିଗଲା। ଏହି ଦିନ ଯିହୂଦୀମାନେ ନିସ୍ତାରପର୍ବର ମେଷଶାବକମାନଙ୍କୁ ବଳି ଦିଅନ୍ତି। ଯୀଶୁ ପିତର ଓ ଯୋହନଙ୍କୁ କହିଲେ, “ତୁମ୍ଭେମାନେ ଯାଇ ଆମ୍ଭମାନଙ୍କର ଖାଇବା ପାଇଁ ନିସ୍ତାରପର୍ବର ଖାଦ୍ୟ ପ୍ରସ୍ତୁତି କର।”

ପିତର ଓ ଯୋହନ ଯୀଶୁଙ୍କୁ ପଗ୍ଭରିଲେ, “ଏ ଖାଦ୍ୟ କେଉଁ ସ୍ଥାନରେ ଆମ୍ଭେ ପ୍ରସ୍ତୁତି କରିବୁ ବୋଲି ଆପଣ ଗ୍ଭହୁଁଛନ୍ତି?”

ଯୀଶୁ ସେମାନଙ୍କୁ କହିଲେ, 10 “ଶୁଣ! ତୁମ୍ଭେମାନେ ନଗର ଭିତରକୁ ଯିବା ପରେ ଜଣେ ଲୋକକୁ ପାଣି ମାଠିଆଟିଏ ନେଇ ଯାଉଥିବାର ଦେଖିବ। ତୁମ୍ଭେମାନେ ତା’ ପଛେ ପଛେ ଯିବ। ସେ ଗୋଟିଏ ଘର ଭିତରକୁ ଯିବ। ତୁମ୍ଭେମାନେ ତା’ ସହିତ ଯିବ। 11 ତୁମ୍ଭେମାନେ ଘରମାଲିକଙ୍କୁ ପଗ୍ଭରିବ, ‘ଗୁରୁ ପଗ୍ଭରୁଛନ୍ତି ଯେ ସେ ଓ ତାହାଙ୍କର ଶିଷ୍ୟମାନେ ନିସ୍ତାରପର୍ବର [b] ଖାଦ୍ୟ ଯେଉଁଠାରେ ଖାଇବେ, ତୁମ୍ଭେ ତାହା ଆମ୍ଭକୁ ଦେଖାଇ ଦିଅ।’ 12 ତା’ପରେ ଘରମାଲିକ ତୁମ୍ଭମାନଙ୍କୁ ଉପର ମହଲାର ଗୋଟିଏ ବଡ଼ ବଖରା ଦେଖାଇ ଦେବେ। ଏ ବଖରାଟିରେ ତୁମ୍ଭେମାନେ ନିସ୍ତାରପର୍ବର ଖାଦ୍ୟ ପ୍ରସ୍ତୁତ କରିବ।”

13 ପିତର ଓ ଯୋହନ ବାହାରି ଗଲେ। ଯୀଶୁ ଯେଭଳି କହିଥିଲେ, ସବୁ ଘଟଣା ସେହିଭଳି ଘଟିଲା। ସେମାନେ ନିସ୍ତାରପର୍ବର ଖାଦ୍ୟ ପ୍ରସ୍ତୁତ କଲେ।

ଯୀଶୁଙ୍କ ରାତ୍ର ଭୋଜନ(C)

14 ସେମାନେ ନିସ୍ତାରପର୍ବର ଖାଦ୍ୟ ଖାଇବାର ସମୟ ହେଲା। ଯୀଶୁ ଓ ପ୍ରେରିତମାନେ ଖାଇ ବସିଲେ। 15 ଯୀଶୁ ସେମାନଙ୍କୁ କହିଲେ, “ମୁଁ ମୋ’ ମୃତ୍ୟୁ ପୂର୍ବରୁ ତୁମ୍ଭମାନଙ୍କ ସହିତ ଏକାଠି ଏହି ନିସ୍ତାରପର୍ବର ଖାଦ୍ୟ ଖାଇବା ପାଇଁ ଏକାନ୍ତ ଇଚ୍ଛା କରିଥିଲିା 16 ମୁଁ ତୁମ୍ଭମାନଙ୍କୁ କହୁଛି, ପରମେଶ୍ୱରଙ୍କ ରାଜ୍ୟରେ ଏହାର ବାସ୍ତବ ଅର୍ଥ ସ୍ପଷ୍ଟ ନ ହେବା ପର୍ଯ୍ୟନ୍ତ ମୁଁ କେବେ ହେଲେ ନିସ୍ତାରପର୍ବର ଖାଦ୍ୟ ଆଉ ଖାଇବି ନାହିଁ।”

17 ତା’ପରେ ଯୀଶୁ ଗୋଟିଏ ପାତ୍ରରେ ଅଙ୍ଗୁରରସ ନେଲେ। ଏଥିପାଇଁ ସେ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ସେ କହିଲେ “ଏହି ପାତ୍ର ନିଅ, ଏଥିରେ ଥିବା ଅଙ୍ଗୁରରସ ସମସ୍ତଙ୍କୁ ଦିଅ।” 18 ମୁଁ ତୁମ୍ଭମାନଙ୍କୁ କହୁଛି ପରମେଶ୍ୱରଙ୍କ ରାଜ୍ୟ ନ ଆସିବା ପର୍ଯ୍ୟନ୍ତ ମୁଁ ପୁନର୍ବାର ଦ୍ରାକ୍ଷାରସ ପାନ କରିବି ନାହିଁ।”

19 ତା’ପରେ ଯୀଶୁ କିଛି ରୋଟୀ ନେଲେ। ରୋଟୀ ପାଇଁ ସେ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ସେ ରୋଟୀକୁ ଖଣ୍ଡ ଖଣ୍ଡ କରି ତାହା ପ୍ରେରିତମାନଙ୍କୁ ଦେଲେ। ତା’ପରେ ଯୀଶୁ କହିଲେ, “ଏହି ରୋଟୀ ମୋର ଶରୀର। ଏହା ମୁଁ ତୁମ୍ଭମାନଙ୍କ ପାଇଁ ଦେଉଛି। ମୋତେ ମନେ ରଖିବା ପାଇଁ ଏହା କର।” 20 ସେହିଭଳି ରାତ୍ର ଭୋଜନ ପରେ ଯୀଶୁ ଦ୍ରାକ୍ଷାରସର ପାତ୍ରଟି ଧରି କହିଲେ। “ଏହି ଦ୍ରାକ୍ଷାରସ ଦର୍ଶାଏ ଯେ ପରମେଶ୍ୱର ତାହାଙ୍କ ଲୋକମାନଙ୍କ ସହିତ ଗୋଟିଏ ନୂଆ ଚୁକ୍ତି କରି ଅଛନ୍ତି। ମୁଁ ତୁମ୍ଭମାନଙ୍କୁ ଦେଉଥିବା ମୋର ରକ୍ତରେ ଏହି ଚୁକ୍ତି ଆରମ୍ଭ ହୁଏ।” [c]

କିଏ ଯୀଶୁଙ୍କ ବିରୁଦ୍ଧରେ ଉଠିବ?

21 ଯୀଶୁ କହିଲେ, “ତୁମ୍ଭମାନଙ୍କ ଭିତରୁ ଜଣେ ଶୀଘ୍ର ମୋ’ ପ୍ରତି ବିଶ୍ୱାସଘାତକତା କରିବ। ତା’ର ହାତ ମୋ’ ହାତ ପାଖରେ ଏହି ଟେବୁଲ ଉପରେ ଅଛି। 22 ପରମେଶ୍ୱର ଯେପରି ନିରୂପଣ କରିଛନ୍ତି, ମନୁଷ୍ୟପୁତ୍ର ସେହି ଅନୁସାରେ ମୃତ୍ୟୁ ଭୋଗ କରିବେ। କିନ୍ତୁ ମନୁଷ୍ୟପୁତ୍ରଙ୍କୁ ଯେଉଁ ଲୋକ ହତ ହେବା ପାଇଁ ଶତ୍ରୁ ହାତରେ ଦେଇଦେବ, ତା’ ପକ୍ଷରେ ଏହା ବହୁତ ଖରାପ ହେବ।”

23 ତା’ପରେ ପ୍ରେରିତମାନେ ପରସ୍ପର ପଚରା ଉଚରା ହେଲେ, “ଆମ୍ଭ ଭିତରୁ କିଏ ଯୀଶୁଙ୍କ ପ୍ରତି ଏପରି ଆଚରଣ କରିବ?”

ଜଣେ ସେବକ ଭଳି ହୁଅ

24 ସେମାନଙ୍କ ମଧ୍ୟରେ ସବୁଠାରୁ କିଏ ଶ୍ରେଷ୍ଠ ପ୍ରେରିତମାନେ ସେହି ବିଷୟରେ ପରସ୍ପର ମଧ୍ୟରେ ବାଦାନୁବାଦ କରିବାକୁ ଲାଗିଲେ। 25 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ଏହି ସଂସାରର ଦେଶଗୁଡ଼ିକର ରାଜାମାନେ ସେମାନଙ୍କ ଲୋକଙ୍କ ଉପରେ ଶାସନ କରନ୍ତି। ଯେଉଁ ଲୋକମାନଙ୍କର ଅନ୍ୟ ଲୋକଙ୍କ ଉପରେ ଶାସନ କ୍ଷମତା ଥାଏ, ସେମାନେ ଅନ୍ୟ ଲୋକଙ୍କ ପାଇଁ ଉପକାରୀ ବୋଲି ଖ୍ୟାତ ହୁଅନ୍ତି। 26 କିନ୍ତୁ ତୁମ୍ଭେମାନେ ସେମାନଙ୍କ ପରି ନୁହଁ, ବରଂ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଲୋକ ସବୁଠାରୁ ବଡ଼, ସେ ସବୁଠାରୁ ଛୋଟ ହେବା ଉଚିତ୍। ନେତା ସେବକ ଭଳି ହେବା ଉଚିତ୍। 27 ସବୁଠାରୁ ଶ୍ରେଷ୍ଠ ଲୋକ କିଏ? ଟେବୁଲ ପାଖରେ ଖାଇବାକୁ ବସିଥିବା ଲୋକ ନା ତାହାଙ୍କୁ ପରଶୁଥିବା ଲୋକ? ତୁମ୍ଭେମାନେ ଭାବିବ ଯେ ଖାଇବାକୁ ବସିଥିବା ଲୋକଟି ଅଧିକ ମହତ। କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ମୁଁ ଜଣେ ସେବକ ଭଳି ରହିଛି।

28 “ଅନେକ ବାଧାବିଘ୍ନ ଭିତର ଦେଇ ତୁମ୍ଭେମାନେ ମୋ’ ସହିତ ରହିଛ। 29 ମୋର ପରମପିତା ମୋତେ ଗୋଟିଏ ରାଜ୍ୟ ଦେଇଛନ୍ତି। ମୋ’ ସହିତ ତୁମ୍ଭେମାନେ ମଧ୍ୟ ତାହା ଉପରେ ଶାସନ କରିବାକୁ ମୁଁ ତୁମ୍ଭମାନଙ୍କୁ କ୍ଷମତା ଦେଉଛି। 30 ମୋ’ ରାଜ୍ୟରେ ମୋ’ ସହିତ ଟେବୁଲ ଉପରେ ତୁମ୍ଭେମାନେ ଖିଆପିଆ କରିବ। ତୁମ୍ଭେମାନେ ସିଂହାସନଗୁଡ଼ିକ ଉପରେ ବସି ଇସ୍ରାଏଲର [d] ବାରଟି ଯାକ ଗୋଷ୍ଠୀର ବିଗ୍ଭର କରିବ।

ତୁମ୍ଭର ବିଶ୍ୱାସ ହରାଅ ନାହିଁ(D)

31 “କୃଷକ ତା’ର ଗହମକୁ ଗ୍ଭଲୁଣୀରେ ଚଲାଇବା ଭଳି ଶୟତାନ ତୁମ୍ଭମାନଙ୍କୁ ଚଲାଇବା ପାଇଁ ଅନୁମତି ପାଇଛି। ଶିମୋନ! ହେ ଶିମୋନ, 32 ମୁଁ ପ୍ରାର୍ଥନା କରିଛି ଯେ ତୁମ୍ଭର ବିଶ୍ୱାସ ଲୋପ ନ ହେଉ। ତୁମ୍ଭେମାନେ ମୋ’ ପାଖକୁ ଫେରି ଆସିବା ସମୟରେ ନିଜ ଭାଇମାନଙ୍କୁ ବିଶ୍ୱାସରେ ଦୃଢ଼ ହେବା ପାଇଁ ସାହାଯ୍ୟ କର।”

33 କିନ୍ତୁ ପିତର ଯୀଶୁଙ୍କୁ କହିଲେ, “ପ୍ରଭୁ, ମୁଁ ଆପଣଙ୍କ ସହିତ କାରାଗାରକୁ ଯିବାକୁ ପ୍ରସ୍ତୁତ ଅଛି। ଏପରିକି ମୁଁ ଆପଣଙ୍କ ସହିତ ମରିବା ପାଇଁ ପ୍ରସ୍ତୁତ ଅଛି।”

34 ଯୀଶୁ କିନ୍ତୁ କହିଲେ, “ପିତର, ଆସନ୍ତା କାଲି ସକାଳେ କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ କହିବ ଯେ, ତୁମ୍ଭେ ମୋତେ ଜାଣି ନାହଁ। ଏ କଥା ତୁମ୍ଭେ ତିନିଥର କହିବ।”

ଅସୁବିଧା ପାଇଁ ପ୍ରସ୍ତୁତ ରୁହ

35 ତା’ପରେ ଯୀଶୁ ପ୍ରେରିତମାନଙ୍କୁ କହିଲେ, “ମୁଁ ଲୋକମାନଙ୍କ ନିକଟରେ ଉପଦେଶ ଦେବା ପାଇଁ ତୁମ୍ଭମାନଙ୍କୁ ପଠାଇଥିଲି। ମୁଁ ତୁମ୍ଭମାନଙ୍କୁ ଟଙ୍କା, ଥଳି ଓ ଜୋତା ବିନା ପଠାଇଥିଲି। ତୁମ୍ଭମାନଙ୍କର କୌଣସିଟିରେ ଅଭାବ ଥିଲା କି?”

ପ୍ରେରିତମାନେ କହିଲେ, “ନା।”

36 ଯୀଶୁ ସେମାନଙ୍କୁ କହିଲେ, “କିନ୍ତୁ ଏବେ ଯଦି ତୁମ୍ଭମାନଙ୍କ ପାଖରେ ଟଙ୍କା କି ଥଳି ଥାଏ, ତେବେ ତାହା ନିଜ ସାଙ୍ଗରେ ନିଅ। ଯଦି ତୁମ୍ଭମାନଙ୍କର ଖଣ୍ଡାଟିଏ ନ ଥାଏ, ତେବେ ତୁମ୍ଭେମାନେ ନିଜର କୋଟ ମଧ୍ୟ ବିକିଦେଇ ଖଣ୍ଡା କିଣ। 37 ଶାସ୍ତ୍ର କହେ:

‘ଲୋକମାନେ କହିଲେ ଯେ ସେ ଜଣେ ଅପରାଧୀ।’ (E)

ଏହି ଶାସ୍ତ୍ରର ବାକ୍ୟ ନିଶ୍ଚୟ ଘଟିବ, ଏହା ମୋ’ ବିଷୟରେ ଲେଖାଥିଲା ଏବଂ ଏହା ଏବେ ଘଟୁଛି।”

38 ଶିଷ୍ୟମାନେ କହିଲେ, ଦେଖନ୍ତୁ ପ୍ରଭୁ ଏଠାରେ ଦୁଇଟି ଖଣ୍ଡା ଅଛି, ଯୀଶୁ କହିଲେ, “ଦୁଇଟି ଖଣ୍ଡା ଯଥେଷ୍ଟ।”

ଯୀଶୁ ପ୍ରେରିତମାନଙ୍କୁ ପ୍ରାର୍ଥନା କରିବାକୁ କହିଲେ(F)

39 ଯୀଶୁ ଯିରୁଶାଲମ ନଗର ଛାଡ଼ି ଜୀତପର୍ବତ ଉପରକୁ ଗଲେ। ସେ ଏପରି ଅଧିକାଂଶ ସମୟରେ କରୁଥିଲେ। ତାହାଙ୍କର ଶିଷ୍ୟମାନେ ତାହାଙ୍କ ସହିତ ଗଲେ। 40 ସେଠାରେ ପହଞ୍ଚି ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ତୁମ୍ଭେମାନେ ଯେପରି ପରୀକ୍ଷାରେ ନ ପଡ଼ ଏଥିପାଇଁ ପ୍ରାର୍ଥନା କର।”

41 ତା’ପରେ ଯୀଶୁ ସେମାନଙ୍କଠାରୁ ପ୍ରାୟ ପଗ୍ଭଶ ମିଟର ଦୂରକୁ ଗଲେ। ସେ ଆଣ୍ଠୁ ମାଡ଼ି ବସି ପଡ଼ି ପ୍ରାର୍ଥନା କଲେ, 42 “ହେ ପରମପିତା, ଯଦି ଏହା ତୁମ୍ଭର ଇଚ୍ଛା, ତେବେ ଦୁଃଖ ‘ଯାତନାର ଏହି ପାନପାତ୍ର’ [e] ମୋ’ଠାରୁ ଦୂର କର। କିନ୍ତୁ ଯାହା ତୁମ୍ଭର ଇଚ୍ଛା ତାହା କର। ମୋ’ ଇଚ୍ଛାରେ ନୁହେଁ।” 43 ତା’ପରେ ସ୍ୱର୍ଗରୁ ଜଣେ ଦୂତ ଆସି ଦେଖାଦେଲେ। ସେହି ସ୍ୱର୍ଗଦୁତଙ୍କୁ ଯୀଶୁଙ୍କୁ ସାହାଯ୍ୟ କରିବା ପାଇଁ ପଠାଯାଇଥିଲା। 44 ଯୀଶୁ ମର୍ମାନ୍ତକ ପୀଡ଼ାରେ ବୁଡ଼ି ରହି ଆହୁରି ଦୃଢ଼ ଭାବରେ ପ୍ରାର୍ଥନା କରିବାକୁ ଲାଗିଲେ। ତାହାଙ୍କ ମୁହଁରୁ ଘନ ଘନ ରକ୍ତ ଟୋପା ଭଳି ଝାଳ ବାହାରି ଆସି ଭୂଇଁରେ ପଡ଼ିଲା। 45 ଯୀଶୁ ପ୍ରାର୍ଥନା କରିସାରି ଶିଷ୍ୟମାନଙ୍କ ପାଖକୁ ଫେରିଗଲେ। ସେମାନେ ସମସ୍ତେ ଶୋଇପଡ଼ିଥିଲେ, ସେମାନଙ୍କ ଦୁଃଖ ସେମାନଙ୍କୁ ବହୁତ କ୍ଳାନ୍ତ କରି ପକାଇଥିଲା। 46 ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ଶୋଇ ପଡ଼ିଛ? ଉଠ ଓ ପରୀକ୍ଷାରେ ନ ପଡ଼ିବାକୁ ତଥା ଶକ୍ତିଲାଭ ପାଇଁ ପ୍ରାର୍ଥନା କର।”

ଯୀଶୁ ବନ୍ଦୀ ହେଲେ(G)

47 ଏସବୁ କଥା ଯୀଶୁ କହୁଥିବା ସମୟରେ ଦଳେ ଲୋକ ସେଠାକୁ ଆସିଲେ। ବାରଜଣ ପ୍ରେରିତଙ୍କ ମଧ୍ୟରୁ ଜଣେ ପ୍ରେରିତ ସେହି ଲୋକମାନଙ୍କ ଦଳର ନେତୃତ୍ୱ ନେଇଥିଲା। ସେ ଥିଲା ଯିହୂଦା। ଯୀଶୁଙ୍କୁ ଚୁମ୍ବନ ଦେବା ପାଇଁ ଯିହୂଦା ଯୀଶୁଙ୍କ ପାଖକୁ ଆସିଲା।

48 କିନ୍ତୁ ଯୀଶୁ ତାହାଙ୍କୁ କହିଲେ, “ଯିହୂଦା, ତୁମ୍ଭେ କ’ଣ ମନୁଷ୍ୟପୁତ୍ରଙ୍କୁ ତାହାଙ୍କ ଶତ୍ରୁମାନଙ୍କ ହାତରେ ଦେଇ ଦେବା ପାଇଁ ବନ୍ଧୁତାର ଚୁମ୍ବନକୁ ବ୍ୟବହାର କରୁଛ?” 49 ଯୀଶୁଙ୍କର ଶିଷ୍ୟମାନେ ମଧ୍ୟ ସେଠାରେ ଠିଆ ହୋଇଥିଲେ। ଯାହା ଘଟୁଥିଲା, ସେମାନେ ସେ ସବୁ ଦେଖୁଥିଲେ, ସେମାନେ ଯୀଶୁଙ୍କୁ କହିଲେ, “ପ୍ରଭୁ, ଆମ୍ଭେ କ’ଣ ଆମ୍ଭର ଖଣ୍ଡାର ପ୍ରୟୋଗ କରିବୁ?” 50 ଏବଂ ଜଣେ ଶିଷ୍ୟ ଖଣ୍ଡା ବ୍ୟବହାର କଲା। ମହାଯାଜକଙ୍କର ଗ୍ଭକରର ଡାହାଣ କାନଟି ସେ କାଟି ପକାଇଲା।

51 ଯୀଶୁ କହିଲେ, “ବନ୍ଦ କର!” ତା’ପରେ ଯୀଶୁ ସେହି ଗ୍ଭକରଟିର କାନ ଛୁଇଁ ସୁସ୍ଥ କରିଦେଲେ।

52 ଯୀଶୁଙ୍କୁ ବନ୍ଦୀ କରିବା ପାଇଁ ଯେଉଁ ଦଳ ଆସିଥିଲେ, ସେଥିରେ ପ୍ରଧାନଯାଜକ, ପ୍ରାଚୀନ, ଯିହୂଦୀ ନେତା ଓ ଯିହୂଦୀ ସୈନ୍ୟମାନେ ଥିଲେ। ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଖଣ୍ଡା ଓ ଠେଙ୍ଗା ଧରି ଏଠାକୁ କାହିଁକି ଆସିଛ? ତୁମ୍ଭେମାନେ କ’ଣ ଭାବୁଛ ଯେ ମୁଁ ଗୋଟିଏ ଅପରାଧୀ? 53 ମନ୍ଦିରରେ ମୁଁ ପ୍ରତ୍ୟେକ ଦିନ ତୁମ୍ଭମାନଙ୍କ ସହିତ ରହୁଥିଲି। ତୁମ୍ଭେମାନେ ମୋତେ ସେଠାରେ ବନ୍ଦୀ କରିନେବାକୁ କାହିଁକି ଚେଷ୍ଟା କଲ ନାହିଁ? କିନ୍ତୁ ଏହି ସମୟରେ ଆସିଛ ଯେତେବେଳେ ଅନ୍ଧକାର ରାଜତ୍ୱ କରିଥାଏ।”

ଯୀଶୁଙ୍କୁ ଜାଣିଛନ୍ତି ବୋଲି କହିବାକୁ ପିତରଙ୍କ ଭୟ(H)

54 ସେମାନେ ଯୀଶୁଙ୍କ ବନ୍ଦୀ କରି ମହାଯାଜକଙ୍କ ଘର ଭିତରକୁ ନେଇଗଲେ। ପିତର ସେମାନଙ୍କ ପଛେ ପଛେ ଗଲେ। କିନ୍ତୁ ସେ ଯୀଶୁଙ୍କ ପାଖାପାଖି ଆସୁ ନ ଥିଲେ। 55 ସୈନ୍ୟମାନେ ଅଗଣା ମଝିରେ ନିଆଁ ଜାଳି ଏକାଠି ବସିଗଲେ। ପିତର ମଧ୍ୟ ସେମାନଙ୍କ ସହିତ ବସିଲେ। 56 ଜଣେ ଦାସୀ ପିତରଙ୍କୁ ସେଠାରେ ବସିଥିବାର ଦେଖିଲା। ସେ ପିତରଙ୍କୁ ଜଳୁଥିବା ନିଆଁର ଆଲୁଅରେ ଦେଖି ପାରିଲା। କନ୍ୟାଦାସୀଟି ମନ ଧ୍ୟାନ ଦେଇ ପିତରଙ୍କ ମୁହଁକୁ ଗ୍ଭହିଁଲା। ତା’ପରେ ସେ କହିଲା, “ଏ ଲୋକ ମଧ୍ୟ ତାହାଙ୍କ ସହିତ ଥିଲା।”

57 କିନ୍ତୁ ପିତର ଏ କଥା ଅସ୍ୱୀକାର କଲେ। ସେ କହିଲେ, “ନା ଭଉଣୀ, ମୁଁ ତାହାଙ୍କୁ ଜାଣେ ନାହିଁ।” 58 ଅଳ୍ପ କିଛି ସମୟ ପରେ ଆଉ ଜଣେ ଲୋକ ପିତରଙ୍କୁ ଦେଖି କହିଲା, “ଯୀଶୁଙ୍କ ଅନୁଗମନ କରୁଥିବା ଲୋକଙ୍କ ମଧ୍ୟରୁ ତୁମ୍ଭେ ମଧ୍ୟ ଜଣେ।”

କିନ୍ତୁ ପିତର କହିଲେ, “ନା, ମୁଁ ନୁହେଁ।”

59 ପ୍ରାୟ ଘଣ୍ଟାଏ ପରେ ଆଉ ଜଣେ ଲୋକ ଦୃଢ଼ ଭାବରେ କହିଲା, “ଏହା ସତ୍ୟ। ଏ ଲୋକ ନିଶ୍ଚୟ ତାହାଙ୍କ ସହିତ ଥିଲା। କାରଣ ସେ ତ ଗାଲିଲୀୟ।” ସେହି ଲୋକ କହିଲା ଯେ ସେ ଏ ବିଷୟରେ ସମ୍ପୂର୍ଣ୍ଣ ନିଃସନ୍ଦେହ।

60 କିନ୍ତୁ ପିତର କହିଲେ, “ନା ଭାଇ! ତୁମ୍ଭେ ଯାହା କହୁଛ, ମୁଁ ତାହା ଜାଣେ ନାହିଁ।

ପିତର ଏ କଥା କହିବା ବେଳେ ସେହିକ୍ଷଣି କୁକୁଡ଼ାଟିଏ ଡାକିଲା। 61 ତା’ପରେ ପ୍ରଭୁ ବୁଲିପଡ଼ି ପିତରଙ୍କୁ ଏକ ଲୟରେ ଗ୍ଭହିଁଲେ। ପିତରଙ୍କର ମନେ ପଡ଼ିଗଲା ଯେ, ପ୍ରଭୁ ପୂର୍ବରୁ କହିଥିଲେ, “ସକାଳେ କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ଜାଣି ନାହଁ ବୋଲି ତିନିଥର କହିବ।” 62 ତା’ପରେ ପିତର ବାହାରକୁ ବାହାରିଯାଇ ବ୍ୟାକୁଳ ଭାବରେ କାନ୍ଦିବାକୁ ଲାଗିଲେ।

ଲୋକମାନେ ଯୀଶୁଙ୍କୁ ଉପହାସ କଲେ(I)

63-64 କେତେକ ଲୋକ ଯୀଶୁଙ୍କୁ ଜଗିଥିଲେ। ସେମାନେ ଯୀଶୁଙ୍କୁ ଥଟ୍ଟା କଲେ। ଯୀଶୁ ଯେପରି ସେମାନଙ୍କୁ ଦେଖି ନ ପାରନ୍ତି, ଏଥିପାଇଁ ସେମାନେ ତାହାଙ୍କ ମୁହଁ ଘୋଡ଼ାଇ ଦେଲେ। ସେମାନେ ଯୀଶୁଙ୍କୁ ପିଟିବାକୁ ଲାଗିଲେ। ସେମାନେ ତାହାଙ୍କୁ ପଗ୍ଭରିଲେ, “ତୁମ୍ଭେ ପରା ଭବିଷ୍ୟ‌ଦ୍‌ବକ୍ତା। କୁହ ତ ଦେଖି, ତୁମ୍ଭକୁ କିଏ ମାରିଲା? 65 ଲୋକମାନେ ଯୀଶୁଙ୍କୁ ଅନେକ କଦର୍ଯ୍ୟ କଥା କହିବାକୁ ଲାଗିଲେ।

ଯିହୂଦୀ ନେତାଙ୍କ ସାମନାରେ ଯୀଶୁ(J)

66 ତା’ ପରଦିନ ସକାଳେ, ପ୍ରାଚୀନ ଯିହୂଦୀ ନେତା ଗଣ, ପ୍ରଧାନଯାଜକ ଓ ଧର୍ମଶାସ୍ତ୍ରୀମାନେ ଏକାଠି ହେଲେ। ସେମାନେ ଯୀଶୁଙ୍କୁ ସେମାନଙ୍କର ସର୍ବୋଚ୍ଚ ନ୍ୟାୟଳୟକୁ ନେଇଗଲେ। 67 ସେମାନେ କହିଲେ, “ତୁମ୍ଭେ ଯଦି ଖ୍ରୀଷ୍ଟ, ତେବେ ତାହା ଆମ୍ଭକୁ କୁହ।”

ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ଯଦି କୁହେ ଯେ ମୁଁ ଖ୍ରୀଷ୍ଟ ତୁମ୍ଭେମାନେ ମୋତେ ବିଶ୍ୱାସ କରିବ ନାହିଁ। 68 ଏବଂ ମୁଁ ଯଦି ତୁମ୍ଭମାନଙ୍କୁ ପ୍ରଶ୍ନ ପଗ୍ଭରେ, ତେବେ ତୁମ୍ଭେମାନେ ତା’ର ଉତ୍ତର ଦେବ ନାହିଁ। 69 କିନ୍ତୁ ବର୍ତ୍ତମାନଠାରୁ ମନୁଷ୍ୟପୁତ୍ର ପରମେଶ୍ୱରଙ୍କ ସିଂହାସନରେ ଡାହାଣ ପଟେ ବସିବେ।”

70 ସେମାନେ ସମସ୍ତେ କହିଲେ, “ତେବେ କ’ଣ ତୁମ୍ଭେ ପରମେଶ୍ୱରଙ୍କ ପୁତ୍ର?” ଯୀଶୁ ସେମାନଙ୍କୁ କହିଲେ, “ହଁ, ତୁମ୍ଭେ ଯାହା କହିଛ. ତାହା ଠିକ୍।”

71 ସେମାନେ କହିଲେ, “ତେବେ ଆମ୍ଭର ବର୍ତ୍ତମାନ ଆଉ ସାକ୍ଷୀ କ’ଣ ଦରକାର? ଆମ୍ଭେ ତ ନିଜେ ତାହାଙ୍କ ମୁଖରୁ ଏହା ଶୁଣିଲୁ।”

ଆୟୁବ ପୁସ୍ତକ 37

37 “ବିଜୁଳି ଓ ଘଡ଼ଘଡ଼ି ମୋତେ ଭୟଭୀତ କରେ।
    ଛାତି ଭିତରର ହୃତପିଣ୍ଡ ଭୟରେ କମ୍ପି ଉଠେ।
ସମସ୍ତେ ଶୁଣ! ପରମେଶ୍ୱରଙ୍କ ସ୍ୱର ଘଡ଼ଘଡ଼ି ଭଳି ଶୁଣାଯାଏ।
    ସେହି ଘଡ଼ଘଡ଼ିର ଶବ୍ଦକୁ ଶୁଣ, ଯାହା ପରମେଶ୍ୱରଙ୍କ ପାଟିରୁ ବାହାରେ।
ପରମେଶ୍ୱର ତାଙ୍କର ବିଜୁଳିକୁ ମାରନ୍ତି, ଯାହା ସମଗ୍ର ଆକାଶକୁ କମ୍ପିତ କରେ।
    ଏହା ସମଗ୍ର ପୃଥିବୀକୁ ମଧ୍ୟ ଝଲସାଇ ଦିଏ।
ତା’ପରେ ବିଜୁଳି ମାରିବା ପରେ ପରମେଶ୍ୱରଙ୍କ ବଜ୍ର ଗମ୍ଭିର କଣ୍ଠସ୍ୱର ଶୁଣାଯାଏ,
    ପରମେଶ୍ୱର ତାଙ୍କର ଚମତ୍କାର ସ୍ୱରରେ ଘଡ଼ଘଡ଼ି କରନ୍ତି।
ବିଜୁଳି ମାରିଲା ବେଳେ ପରମେଶ୍ୱରଙ୍କ ସ୍ୱର ଘଡ଼ଘଡ଼ି ମାରେ।
ପରମେଶ୍ୱରଙ୍କ ଘଡ଼ଘଡ଼ି କଣ୍ଠସ୍ୱର ଅ‌‌‌ଦ୍‌‌‌ଭୂତ ଧରଣର
    ସେ ଅନେକ ମହାନ କାର୍ଯ୍ୟ କରନ୍ତି, ଯାହାକୁ ଆମ୍ଭେ ବୁଝିପାରିବା ନାହିଁ।
ପରମେଶ୍ୱର ବରଫକୁ କହନ୍ତି:
    ‘ପୃଥିବୀ ଉପରେ ପଡ଼।’
ଏବଂ ପରମେଶ୍ୱର ବର୍ଷାକୁ କହନ୍ତି
    ‘ପୃଥିବୀରେ ଢାଳି ହୁଅ।’
ପରମେଶ୍ୱର ତାହା କରନ୍ତି, ଯଦ୍ଦ୍ୱାରା ସମସ୍ତ ଲୋକ ଜାଣି ପାରିବେ ପରମେଶ୍ୱର ତିଆରି କରିଛନ୍ତି ଏବଂ ସମସ୍ତେ ଜାଣିବେ ସେ କ’ଣ କରି ପାରନ୍ତି।
    ଏହା ତାଙ୍କର ପ୍ରମାଣ ଅଟେ।
ପଶୁମାନେ ସେମାନଙ୍କ ଆଶ୍ରୟସ୍ଥଳକୁ ଦୌଡ଼ି ପଳାନ୍ତି ଓ ସେଠାରେ ରୁହନ୍ତି।
ଦକ୍ଷିଣ ଦିଗରୁ ବତାସ ମାଡ଼ି ଆସେ।
    ଥଣ୍ଡା ପବନ ଉତ୍ତର ଦିଗରୁ ମାଡ଼ି ଆସେ।
10 ପରମେଶ୍ୱରଙ୍କ ନିଶ୍ୱାସରେ ବରଫ ସୃଷ୍ଟି ହୁଏ
    ଓ ସମୁଦ୍ର ଜମାଟ ବାନ୍ଧି ଯାଏ।
11 ପରମେଶ୍ୱର ବାଦଲକୁ ଜଳରେ ପୂର୍ଣ୍ଣ କରନ୍ତି
    ଓ ସେହି ମେଘରେ ବିଜୁଳି ସୃଷ୍ଟି କରିଛନ୍ତି।
12 ପରମେଶ୍ୱର ମେଘକୁ ଆଦେଶ ଦିଅନ୍ତି ସମଗ୍ର ପୃଥିବୀରେ ଭ୍ରମଣ କରିବା ପାଇଁ।
    ମେଘମାଳା ସେ ଯାହା ଆଜ୍ଞା କରନ୍ତି ତାହା କରନ୍ତି।
13 ଏହା ହୁଏତ ଲୋକଙ୍କୁ ଦଣ୍ଡ ଦେବା ପାଇଁ ଅବା ଦେଶର ଉନ୍ନତି କରାଇବା ପାଇଁ
ଅବା ପ୍ରେମ ଦେଖାଇବା ପାଇଁ ସେ ଏହା କରନ୍ତି।

14 “ଆୟୁବ, ଗୋଟିଏ ମୁହୂର୍ତ୍ତ ପାଇଁ ବନ୍ଦକର,
    ଓ ଥରେ ଭାବିଲ ଯେଉଁ ଅଲୌକିକ କାର୍ଯ୍ୟସବୁ ପରମେଶ୍ୱର କରନ୍ତି।
15 ଆୟୁବ, ତୁମ୍ଭେ ଜାଣ କି ପରମେଶ୍ୱର କିପରି ବାଦଲକୁ ନିୟନ୍ତ୍ରଣ କରନ୍ତି?
    ତୁମ୍ଭେ ଜାଣ କି ପରମେଶ୍ୱର ତାଙ୍କର ବିଜୁଳି ଚମକାନ୍ତି?
16 ତୁମ୍ଭେ ଜାଣ କି ମେଘ ଖଣ୍ଡସବୁ ଆକାଶରେ କିପରି ଓହଳି ରୁହନ୍ତି?
    ସେହି ଅଲୌକିକ କାର୍ଯ୍ୟର ମେଘ ତ କେବଳ ଗୋଟିଏ ଉଦାହରଣ ଓ ପରମେଶ୍ୱର ମଧ୍ୟ ସେସବୁ ଜାଣନ୍ତି।
17 କିନ୍ତୁ ଆୟୁବ, ତୁମ୍ଭେ ଏସବୁ ଜାଣ ନାହିଁ।
    ତୁମ୍ଭେ କେବଳ ଏତିକି ଜାଣ ଯେ ଦକ୍ଷିଣ ଦିଗରୁ ଯେତେବେଳେ ପବନ ପ୍ରବାହିତ ହୁଏ, ତୁମ୍ଭର ପୋଷାକ ପତ୍ର ଗରମ ହୋଇ ଯାଏ।
    ଏବଂ ଦେଶ ନୀରବ ହୋଇଯାଏ।
18 ଆୟୁବ, ତୁମ୍ଭେ କ’ଣ ଆକାଶ ମଣ୍ଡଳ ବିସ୍ତାର କରିବା ପାଇଁ ପରମେଶ୍ୱରଙ୍କୁ ସାହାଯ୍ୟ କରି ପାରିବ ଏବଂ
    ମାର୍ଜିତ ପିତ୍ତଳ ପରି ଚ‌କ୍‌ଚକ୍ କରି ପାରିବ?

19 “ଆୟୁବ, ଆମ୍ଭକୁ ଟିକେ କୁହ ଆମ୍ଭେ ପରମେଶ୍ୱରଙ୍କୁ କ’ଣ କହିବା।
    ଆମ୍ଭକୁ କ’ଣ କହିବାକୁ ହେବ, ଭାବିପାରୁ ନାହୁଁ।
    କାରଣ ଆମ୍ଭେ ଅଜ୍ଞାନ ଅନ୍ଧକାରରେ ବୁଡ଼ି ରହିଛୁ।
20 ମୁଁ ପରମେଶ୍ୱରଙ୍କୁ କହିବି ନାହିଁ ଯେ ମୁଁ ତାଙ୍କ ସହିତ କଥା ହେବାକୁ ଗ୍ଭହେଁ।
    ଏହା ଧ୍ୱଂସକୁ ଡାକି ଆଣିବା ସହିତ ସମାନ ହେବ।
21 କେହି ସୂର୍ଯ୍ୟଙ୍କୁ ଗ୍ଭହିଁ ପାରିବେ ନାହିଁ।
    ଏହାର ଉଜ୍ଜ୍ୱଳ କିରଣ ଆକାଶରେ ଝଲମଲ କରେ, ଯେତେବେଳେ ବାଦଲ ସବୁ ବାୟୁଦ୍ୱାରା ଅପସରିଯାଏ।
22 ପରମେଶ୍ୱର ମଧ୍ୟ ଠିକ୍ ସେହିପରି, ତାଙ୍କର ସୁବର୍ଣ୍ଣମୟ ମହିମା ପବିତ୍ର ପର୍ବତ ମଧ୍ୟରୁ ଚି‌କ୍‌ଚିକ୍ କରେ।
    ତାଙ୍କ ଚତୁର୍ଦ୍ଦିଗରେ ଉଜ୍ଜ୍ୱଳ କିରଣ ବିଚ୍ଛୁରିତ ହୋଇଥାଏ।
23 ସର୍ବଶକ୍ତିମାନ ପରମେଶ୍ୱର ମହାନ ଅଟନ୍ତି।
    ଆମ୍ଭେ ପରମେଶ୍ୱରଙ୍କୁ ବୁଝିପାରିବା ନାହିଁ।
ସେ ପରମ ଶକ୍ତିଶାଳୀ କିନ୍ତୁ ସେ ଆମ୍ଭମାନଙ୍କ ପାଇଁ ବିଗ୍ଭରବନ୍ତ ଓ ଧାର୍ମିକ।
    ସେ ଆମ୍ଭମାନଙ୍କୁ ଆଘାତ ଦେବାକୁ ଗ୍ଭହାନ୍ତି ନାହିଁ।
24 ସେଥିପାଇଁ ଲୋକେ ତାଙ୍କୁ ସମ୍ମାନ କରନ୍ତି।
    କିନ୍ତୁ ସେ ଗର୍ବୀ ତଥା ଯେଉଁମାନେ ନିଜକୁ ଜ୍ଞାନୀ ଭାବନ୍ତି ତାଙ୍କୁ ସମ୍ମାନ କରନ୍ତି ନାହିଁ।”

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 7

ଅତଏବ, ଆସ ପରମେଶ୍ୱରଙ୍କ ପ୍ରତି ଭକ୍ତି ଥିବାରୁ ଆମ୍ଭ ଜୀବନଯାପନ ପ୍ରଣାଳୀରେ ନିଜକୁ ପବିତ୍ର କରିବା ଏବଂ ଆମ୍ଭ ଶରୀର ଓ ଆତ୍ମାକୁ ଅପବିତ୍ର କରୁଥିବା ପ୍ରତ୍ୟେକ ବିଷୟକୁ ଦୂର କରିବା।

ପାଉଲଙ୍କ ଆନନ୍ଦ

ନିଜ ହୃଦୟରେ ଆମ୍ଭକୁ ସ୍ଥାନ ଦିଅ। ଆମ୍ଭେ କାହାରି ପ୍ରତି କୌଣସି ଭୁଲ୍ କରି ନାହୁଁ। ଆମ୍ଭେ କାହାରି ବିଶ୍ୱାସରେ ଆଞ୍ଚ ଆଣି ନାହୁଁ, କାହାକୁ ଘୋଷଣା କରି ନାହୁଁ। ତୁମ୍ଭମାନଙ୍କୁ ନିନ୍ଦା ଦେବା ପାଇଁ ମୁଁ ଏହା କହୁ ନାହିଁ। ମୁଁ ତୁମ୍ଭମାନଙ୍କୁ ଆଗରୁ କହିଛି ଯେ, ଆମ୍ଭେ ତୁମ୍ଭମାନଙ୍କୁ ଏତେ ଭଲ ପାଉ ଯେ, ଆମ୍ଭେ ତୁମ୍ଭମାନଙ୍କ ସହିତ ମରିବା ଓ ବଞ୍ଚିବା ପାଇଁ ମଧ୍ୟ ପ୍ରସ୍ତୁତ। ତୁମ୍ଭମାନଙ୍କ ବିଷୟରେ ମୋର ଏହି ଦୃଢ଼ବୋଧ ଅଛି। ମୁଁ ତୁମ୍ଭ ପାଇଁ ବହୁତ ଗର୍ବିତ। ତୁମ୍ଭେମାନେ ମୋତେ ଅଧିକ ଉତ୍ସାହ ଦେଇଥାଅ। ସେଥିପାଇଁ ସମସ୍ତ ଯାତନା ଭିତରେ ମଧ୍ୟ ମୋର ଆନନ୍ଦ କହିଲେ ନ ସରେ।

ଯେତେବେଳେ ଆମ୍ଭେ ମାକିଦନିଆ ଆସିଥିଲୁ, ସେତେବେଳେ ଆମ୍ଭ ପାଇଁ ବିଶ୍ରାମ ମିଳି ନ ଥିଲା। ଆମ୍ଭର ଗ୍ଭରି ପଟେ ଅସୁବିଧାମାନ ଘେରି ରହିଥିଲା। ବାହାରର ସଂଗ୍ରାମ ଓ ଭିତରର ଭୟ ମଧ୍ୟରେ ଆମ୍ଭେ ଥିଲୁ। କିନ୍ତୁ ଯେଉଁ ପରମେଶ୍ୱର ଭାଙ୍ଗି ପଡ଼ିଥିବା ଲୋକକୁ ସାନ୍ତ୍ୱନା ଦିଅନ୍ତି, ସେ ତୀତସଙ୍କର ଆଗମନ ଦ୍ୱାରା ଆମ୍ଭମାନଙ୍କୁ ମଧ୍ୟ ସାନ୍ତ୍ୱନା ପ୍ରଦାନ କଲେ। ସେ ଆସିବା ଦ୍ୱାରା ଆମ୍ଭେ ସାନ୍ତ୍ୱନା ପାଇଲୁ। କିନ୍ତୁ ତୁମ୍ଭେମାନେ ଦେଇଥିବା ସୁଖ ଦ୍ୱାରା ଆମ୍ଭେ ଅଧିକ ଉତ୍ସାହ ଲାଭ କଲୁ। ତୀତସ କହିଲେ ଯେ ତୁମ୍ଭେମାନେ ମୋତେ ଦେଖିବା ପାଇଁ ବ୍ୟାକୁଳ। ତୁମ୍ଭେମାନେ ପୂର୍ବରୁ କରିଥିବା ବିଷୟ ପାଇଁ ଦୁଃଖିତ ଏବଂ ତୁମ୍ଭେମାନେ ମୋତେ ଅତି ମାତ୍ରାରେ ଗ୍ଭହୁଁଛ। ଏହା ଶୁଣିଲା ପରେ ମୁଁ ଅଧିକ ପ୍ରସନ୍ନ ହେଲି।

ଯଦିଓ ପତ୍ର ଲେଖି ମୁଁ ତୁମ୍ଭମାନଙ୍କ ମନରେ ଦୁଃଖ ଦେଲି, କିନ୍ତୁ ମୁଁ ଏହା ଲେଖିଲି ବୋଲି ମୁଁ ଦୁଃଖିତ ନୁହେଁ। ମୁଁ ଜାଣେ ଯେ ସେହି ପତ୍ର ତୁମ୍ଭମାନଙ୍କୁ ଦୁଃଖ ଦେଲା ସେଥିପାଇଁ ମୁଁ ଦୁଃଖିତ। କିନ୍ତୁ ତାହା ତୁମ୍ଭମାନଙ୍କୁ ଅଳ୍ପ ସମୟ ପାଇଁ ଦୁଃଖ ଦେଲା। ଏବେ ମୁଁ ଖୁସୀ ଅଛି। ତୁମ୍ଭେମାନେ ଦୁଃଖୀ ହୋଇଥିବା କାରଣରୁ ନୁହେଁ, ବରଂ ତୁମ୍ଭମାନଙ୍କର ଦୁଃଖ ତୁମ୍ଭମାନଙ୍କ ହୃଦୟକୁ ପରିବର୍ତ୍ତନ କରିଥିବାରୁ ମୁଁ ଖୁସୀ। ପରମେଶ୍ୱରଙ୍କ ଇଚ୍ଛା ଅନୁଯାୟୀ ତୁମ୍ଭେମାନେ ଦୁଃଖୀ ହେଲ। ଅତଏବ ତୁମ୍ଭେମାନେ ଆମ୍ଭ ଦ୍ୱାରା କୌଣସି ପ୍ରକାରେ ଆଘାତ ପାଇ ନାହଁ। 10 କାରଣ ଈଶ୍ୱରଙ୍କ ଇଚ୍ଛା ଅନୁସାରେ ଯେଉଁ ଦୁଃଖ ଦ୍ୱାରା ପରିତ୍ରାଣ ପାଇଲ ଓ ମନ ପରିବର୍ତ୍ତନ କରିଲ, ସେଥିପାଇଁ ଦୁଃଖିତ ହେବା ଆବଶ୍ୟକ ନାହିଁ। ମାତ୍ର ଜାଗତିକ ଦୁଃଖ ମୃତ୍ୟୁ ଆଣିଥାଏ। 11 ଦେଖ, ଈଶ୍ୱରଙ୍କ ଇଚ୍ଛାନୁସାରେ ତୁମ୍ଭେମାନେ ଏହି ଯେଉଁ ଦୁଃଖ ପାଇଲ ଏହା ତୁମ୍ଭମାନଙ୍କୁ ଉଦ୍‌‌ଯୋଗୀ କରିଛି। ତୁମ୍ଭେମାନେ ଭୁ‌ଲ୍‌ରେ ନ ଥିଲ ବୋଲି ଏହା ପ୍ରମାଣିତ କରିଛି। ତୁମ୍ଭମାନଙ୍କ ପାଇଁ ଏହା କ୍ରୋଧ, ଭୟ ଆଣିଛି, ଏବଂ ଆମ୍ଭ ସହିତ ମିଶିବା ପାଇଁ ତୁମ୍ଭମାନଙ୍କ ଭିତରେ ଇଚ୍ଛା ଜାଗ୍ରତ କରିଛି। ଏହା ତୁମ୍ଭମାନଙ୍କୁ ଅଧିକ ସମର୍ପିତ କରିଛି, ଏହା ତୁମ୍ଭମାନଙ୍କୁ ନ୍ୟାୟ ପ୍ରଦାନ କରିଛି। ତୁମ୍ଭେମାନେ ପ୍ରତ୍ୟେକ କଥାରେ ପ୍ରମାଣିତ କରି ଦେଇଛ ଯେ, ତୁମ୍ଭେମାନେ ସେହି ସମସ୍ୟାର କୌଣସି ଅଂଶ ପାଇଁ ମଧ୍ୟ ଦୋଷୀ ନ ଥିଲ। 12 ମୁଁ ଅପରାଧୀ ଲୋକ ପାଇଁ, ବା ଯାହା ପ୍ରତି ଅପରାଧ ହୋଇଥିଲା, ତାହା ପାଇଁ ଲେଖି ନ ଥିଲି, ବରଂ ପରମେଶ୍ୱରଙ୍କ ଆଗରେ ତୁମ୍ଭମାନଙ୍କର ଆମ୍ଭ ପାଇଁ କେତେ ଚିନ୍ତା ଅଛି, ଏହା ତୁମ୍ଭେମାନେ ଯେପରି ଦେଖି ପାର, ସେଥିପାଇଁ ଲେଖିଥିଲି। 13 ଏହି କାରଣରୁ ଆମ୍ଭେ ଆଶ୍ୱସ୍ତ ଥିଲୁ।

ତୁମ୍ଭେମାନେ ତୀତସଙ୍କ ପ୍ରତି ଉତ୍ତମ ବ୍ୟବହାର ଦେଖାଇ ଥିବାରୁ ତୀତସ ଖୁସୀ ଥିଲେ, ସେଥିପାଇଁ ଆମ୍ଭେମାନେ ମଧ୍ୟ ଅଧିକ ଆନନ୍ଦିତ ହେଲୁ। 14 ତୁମ୍ଭମାନଙ୍କ ବିଷୟରେ ମୁଁ ତାହାଙ୍କୁ ଯେଉଁ ବଡ଼ବଡ଼ କଥା କହିଥିଲି, ସେଥିପାଇଁ ମୁଁ ଲଜ୍ଜା ପାଇ ନାହିଁ। ମାତ୍ର ଆମ୍ଭେ ଯେଉଁ ପ୍ରତ୍ୟେକ କଥା ତୁମ୍ଭମାନଙ୍କୁ କହିଥିଲୁ ତାହା ସତ୍ୟ ବୋଲି ତୁମ୍ଭେମାନେ ପ୍ରମାଣିତ କଲ। ଆଉ ଆମ୍ଭେ ତୁମ୍ଭମାନଙ୍କ ବିଷୟରେ ତୀତସଙ୍କଠାରେ କରିଥିବା ଗର୍ବୋକ୍ତିଗୁଡ଼ିକ ମଧ୍ୟ ସତ୍ୟ। 15 ତୁମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ ପାଇଁ କିପରି ପ୍ରସ୍ତୁତ ତଥା ତୁମ୍ଭେମାନେ ସମସ୍ତେ ସମ୍ମାନ ଓ ଭୟ ସହକାରେ କିପରି ତାହାଙ୍କର ଆଜ୍ଞା ପାଳନ ପାଇଁ ବ୍ୟଗ୍ର ଥିଲ ଓ କିପରି ତାହାଙ୍କୁ ପାଛୋଟି ନେଇଥିଲ, ଏସବୁ କଥା ମନେ ପକାଇ ତୁମ୍ଭମାନଙ୍କ ପାଇଁ ତାହାଙ୍କର ପ୍ରେମ ଅଧିକ ହେଲା। 16 ମୁଁ ତୁମ୍ଭମାନଙ୍କ ଉପରେ ପୂର୍ଣ୍ଣ ଭରସା ରଖି ପାରିବି, ଏଥିପାଇଁ ମୁଁ ଆନନ୍ଦିତ ଅଟେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center