Print Page Options
Previous Prev Day Next DayNext

M’Cheyne Bible Reading Plan

The classic M'Cheyne plan--read the Old Testament, New Testament, and Psalms or Gospels every day.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଯାତ୍ରାପୁସ୍ତକ 24

ପରମେଶ୍ୱର ଓ ଇସ୍ରାଏଲ ମଧ୍ୟରେ ଚୁକ୍ତି

24 ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ହାରୋଣ ସହିତ ନାଦବ୍, ଅବୀହୂ ଏବଂ ଇସ୍ରାଏଲର ସତୁରି ଜଣ ପ୍ରାଚୀନବର୍ଗ ସଦାପ୍ରଭୁଙ୍କୁ ଉପାସନା କରିବାକୁ ପର୍ବତ ଆରୋହଣ କରିବ। ତୁମ୍ଭେମାନେ ଦୂରରୁ ମୋତେ ଉପାସନା କରିବ। କେବଳ ମୋଶା ଉପାସନା କରିବାକୁ ସଦାପ୍ରଭୁଙ୍କ ନିକଟକୁ ଆସିବ। ଅନ୍ୟମାନେ ସଦାପ୍ରଭୁଙ୍କ ନିକଟକୁ ଆସିବେ ନାହିଁ। ଏବଂ ଏପରିକି ଲୋକମାନେ ମଧ୍ୟ ମୋଶାଙ୍କ ସହିତ ପର୍ବତ ଉପରକୁ ଯିବେ ନାହିଁ।”

ମୋଶା ସଦାପ୍ରଭୁଙ୍କ ନିୟମ ଏବଂ ଆଜ୍ଞା ସେମାନଙ୍କୁ ଜଣାଇଲେ। ଏହା ପରେ ସମସ୍ତ ଲୋକ ଏକ ସ୍ୱରରେ କହିଲେ, “ସଦାପ୍ରଭୁଙ୍କର ସମସ୍ତ ନିୟମଗୁଡ଼ିକ ଆମ୍ଭେମାନେ ପାଳନ କରିବୁ।”

ତେଣୁ ମୋଶା ସଦାପ୍ରଭୁଙ୍କର ସମସ୍ତ ବାକ୍ୟ ଲେଖିଲେ। ପ୍ରଭାତରେ ଉଠି ପର୍ବତ ତଳେ ଏକ ଯଜ୍ଞବେଦି ଓ ଇସ୍ରାଏଲର ଦ୍ୱାଦଶ ବଂଶ ନିମନ୍ତେ ଦ୍ୱାଦଶ ସ୍ତମ୍ଭ ନିର୍ମାଣ କଲେ। ଏହା ପରେ ମୋଶା ଇସ୍ରାଏଲର ଯୁବକମାନଙ୍କୁ ବଳିଦାନ ଉତ୍ସର୍ଗ କରିବା ପାଇଁ ପଠାଇଲେ। ସେହି ଯୁବକଗଣ ପରମେଶ୍ୱରଙ୍କ ନିକଟରେ ହୋମବଳି ଓ ମଙ୍ଗଳାର୍ଥକ ବଳି ସ୍ୱରୂପେ ବୃଷମାନଙ୍କୁ ବଳିଦାନ ଦେଲେ।

ମୋଶା ସମସ୍ତ ରକ୍ତ ସଂଗ୍ରହ କଲେ, ଏହାର ଅଧା ପାତ୍ରରେ ରଖିଲେ ଏବଂ ଆଉ ଅର୍ଦ୍ଧେକ ରକ୍ତ ବେଦି ଉପରେ ଢାଳିଲେ।

ମୋଶା ବିଶେଷ ନିୟମ ଲେଖାଯାଇଥିବା ନଳାକାର ପୁସ୍ତକ ନେଇ ଲୋକମାନଙ୍କ ଆଗରେ ପାଠ କଲେ। ସେମାନେ କହିଲେ, “ସଦାପ୍ରଭୁ ଯାହାସବୁ କରିଛନ୍ତି ଆମ୍ଭେମାନେ ତାହା କରିବୁ ଏବଂ ଆମ୍ଭେମାନେ ମାନିବୁ।”

ଏହା ପରେ ମୋଶା ସେହି ରକ୍ତ ଲୋକମାନଙ୍କ ଉପରେ ଛିଞ୍ଚିଲେ ଏବଂ କହିଲେ, “ଏହାକୁ ଦେଖ, ଏହା ସଦାପ୍ରଭୁ ଓ ତୁମ୍ଭମାନଙ୍କ ସହିତ ହୋଇଥିବା ନିୟମର ରକ୍ତ।”

ମୋଶା, ହାରୋଣ, ନାଦବ୍, ଅବୀହୂ ଏବଂ ଇସ୍ରାଏଲର ସତୁରି ଜଣ ପ୍ରାଚୀନବର୍ଗ ପର୍ବତ ଆରୋହଣ କଲେ। 10 ଏବଂ ସେମାନେ ଇସ୍ରାଏଲର ପରମେଶ୍ୱରଙ୍କୁ ଦେଖିଲେ। ପର୍ବତ ଉପରେ ତାଙ୍କ ପାଦତଳେ ରାସ୍ତା ଉଜ୍ଜ୍ୱଳ ନୀଳକାନ୍ତମଣି ନିର୍ମିତ କାର୍ଯ୍ୟ ତୁଲ୍ୟ ଓ ନିର୍ମଳତାରେ ଠିକ୍ ନୀଳ ଆକାଶ ପରି ଥିଲା। 11 ପରମେଶ୍ୱର ଇସ୍ରାଏଲର ନେତାଗଣଙ୍କ ବିରୁଦ୍ଧରେ ହସ୍ତ ବିସ୍ତାର କଲେ ନାହିଁ। ସେମାନେ ସମସ୍ତେ ପରମେଶ୍ୱରଙ୍କୁ ଦର୍ଶନ କଲେ। ଏବଂ ସେମାନେ ଭୋଜନ ଓ ପାନ କଲେ।

ମୋଶା ପରମେଶ୍ୱରଙ୍କ ବ୍ୟବସ୍ଥା ପୁସ୍ତକ ଆଣିବାକୁ ଗଲେ

12 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ପର୍ବତ ଉପରେ ମୋ’ ପାଖକୁ ଆସ। ଏଠାରେ ରୁହ। ମୁଁ ପ୍ରସ୍ତର ଫଳକ ତୁମ୍ଭକୁ ଦେବି, ବ୍ୟବସ୍ଥା ଓ ଆଜ୍ଞା, ଯାହା ମୁଁ ସେମାନଙ୍କୁ ଶିକ୍ଷା ଦେବାକୁ ଲେଖିଛି।”

13 ଏହା ପରେ ମୋଶା ଓ ତାଙ୍କର ପରିଗ୍ଭରକ ଯିହୋଶୂୟ ଉଠିଲେ, ମୋଶା ପରମେଶ୍ୱରଙ୍କର ପର୍ବତକୁ ଆରୋହଣ କଲେ। 14 ମୋଶା ପ୍ରାଚୀନବର୍ଗଙ୍କୁ କହିଲେ, “ଆମ୍ଭେମାନେ ଯେପର୍ଯ୍ୟନ୍ତ ତୁମ୍ଭମାନଙ୍କ ନିକଟକୁ ଫେରି ନ ଆସିଛୁ ସେପର୍ଯ୍ୟନ୍ତ ତୁମ୍ଭେମାନେ ଏହିଠାରେ ଥାଅ। ଦେଖ ହାରୋଣ ଓ ହୂର ତୁମ୍ଭମାନଙ୍କ ନିକଟରେ ଅଛନ୍ତି। କାହାର କୌଣସି ବିବାଦର କଥା ଉପସ୍ଥିତ ହେଲେ ସେମାନେ ତାଙ୍କର ନିକଟକୁ ଯିବେ।”

ମୋଶା ପରମେଶ୍ୱରଙ୍କୁ ସାକ୍ଷାତ କଲେ

15 ଏହା ପରେ ମୋଶା ପର୍ବତ ଉପରକୁ ଚଢ଼ିଲେ, ପୁଣି ମେଘ ପର୍ବତକୁ ଢାଙ୍କିଲା। 16 ଏଥିରେ ସୀନୟ ପର୍ବତ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତ କଲା। ଆଉ ତାହା ଛଅ ଦିନ ମେଘାଚ୍ଛନ୍ନ ହୋଇ ରହିଲା। ଏହା ପରେ ସଦାପ୍ରଭୁ ସପ୍ତମ ଦିନ ମେଘ ମଧ୍ୟରୁ ମୋଶାଙ୍କୁ ଡାକିଲେ। 17 ସେଠାରେ ସଦାପ୍ରଭୁଙ୍କର ମହିମା ପର୍ବତ ଶିଖର ଉପରେ ଦେଖାଗଲା। ଇସ୍ରାଏଲର ଲୋକଙ୍କୁ ଏହା ଗ୍ରାସକାରୀ ଅଗ୍ନି ପରି ଦେଖାଗଲା।

18 ପୁଣି ମୋଶା ମେଘ ମଧ୍ୟରେ ପ୍ରବେଶ କରି ପର୍ବତ ଉପରକୁ ଉଠି ଗ୍ଭଳିଶ୍ ଦିନ ସେହି ପର୍ବତ ଉପରେ ରହିଲେ।

ଯୋହନ ଲିଖିତ ସୁସମାଗ୍ଭର 3

ଯୀଶୁ ଓ ନୀକଦୀମ

ନୀକଦୀମ ନାମକ ଜଣେ ବ୍ୟକ୍ତି ଥିଲେ। ସେ ଜଣେ ଫାରୂଶୀ ଥିଲେ। ସେ ଯିହୂଦୀମାନଙ୍କର ଜଣେ ମୁଖ୍ୟ ନେତା ଥିଲେ। ସେ ଦିନେ ରାତ୍ରିରେ ଯୀଶୁଙ୍କ ପାଖକୁ ଆସିଲେ। ସେ କହିଲେ, “ହେ ଗୁରୁ, ଆମ୍ଭେ ଜାଣିଛୁ ଯେ, ତୁମ୍ଭେ ଏକ ଗୁରୁ, ପରମେଶ୍ୱରଙ୍କ ଦ୍ୱାରା ପଠାଯାଇ ଅଛ। ତୁମ୍ଭେ ଯେଉଁସବୁ ଆଶ୍ଚର୍ଯ୍ୟ କାର୍ଯ୍ୟ କରୁଛ, ସେ ଗୁଡ଼ିକ ପରମେଶ୍ୱରଙ୍କ ସାହାଯ୍ୟ ନ ପାଇ କେହି କରି ପାରିବେ ନାହିଁ।”

ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି। ପ୍ରତ୍ୟେକ ବ୍ୟକ୍ତି ନିଶ୍ଚିତ ରୂପେ ପୁନର୍ବାର ଜନ୍ମ ହେବା ଆବଶ୍ୟକ। ଯଦି କୌଣସି ଲୋକ ପୁନର୍ବାର ଜନ୍ମ ନ ହୁଏ, ତେବେ ସେ ଲୋକ ପରମେଶ୍ୱରଙ୍କର ରାଜ୍ୟରେ କଦାପି ପ୍ରବେଶ କରି ପାରିବ ନାହିଁ।”

ନୀକଦୀମ ତାହାଙ୍କୁ କହିଲେ, “କିନ୍ତୁ ଯଦି କୌଣସି ବ୍ୟକ୍ତି ବୃଦ୍ଧ ହୋଇ ସାରିଛି, ତେବେ ସେ କିପରି ପୁନର୍ବାର ଜନ୍ମ ନେଇ ପାରିବ? ଜଣେ ଲୋକ କଦାପି ତା’ର ମାତାର ଗର୍ଭରେ ଆଉ ଥରେ ପ୍ରବେଶ କରି ପାରିବ ନାହିଁ। ତେଣୁ ଜଣେ ବ୍ୟକ୍ତି କଦାପି ଦ୍ୱିତୀୟ ଥର ଜନ୍ମ ଗ୍ରହଣ କରି ପାରିବ ନାହିଁ।”

ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଜଣେ ଲୋକ ନିଶ୍ଚିତ ଭାବେ ଜଳ ଓ ଆତ୍ମାରୁ ଜନ୍ମ ହୋଇ ନ ଥାଏ, ତେବେ ସେ କଦାପି ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରି ପାରିବ ନାହିଁ। ଜଣେ ଲୋକର ଶରୀର ତା’ର ପିତା-ମାତାଙ୍କଠାରୁ ଜନ୍ମ ନିଏ। କିନ୍ତୁ ଜଣେ ଲୋକର ଆତ୍ମିକ ଜୀବନ ଆତ୍ମାଙ୍କଠାରୁ ଜନ୍ମ ନିଏ। ତେଣୁ ଆଶ୍ଚର୍ଯ୍ୟ ହୁଅ ନାହିଁ, କାରଣ ତୁମ୍ଭକୁ କହିଲି ଯେ, ‘ତୁମ୍ଭକୁ ନିଶ୍ଚୟ ପୁନର୍ବାର ଜନ୍ମ ହେବାକୁ ପଡ଼ିବ।’ ପବନ ତା’ ଇଚ୍ଛା ଅନୁସାରେ ବହେ ଓ ନିଜ ଇଚ୍ଛାରେ ଗତି କରେ। ତୁମ୍ଭେ ପବନ ବହିବାର ଶବ୍ଦ ଶୁଣିଥାଅ, କିନ୍ତୁ ତୁମ୍ଭେ ଜାଣି ନ ଥାଅ, ପବନ କେଉଁଠାରୁ ଆସେ ଓ କେଉଁଠାକୁ ଯାଏ। ଆତ୍ମାରୁ ଜନ୍ମ ନେଇଥିବା ପ୍ରତ୍ୟେକ ଲୋକ ଠିକ୍ ସେହିପରି।”

ନୀକଦୀମ ପଗ୍ଭରିଲେ, “ଏସବୁ କିପରି ସମ୍ଭବ ହୋଇ ପାରିବ?”

10 ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ତୁମ୍ଭେ ଇସ୍ରାଏଲର ଜଣେ ପ୍ରଧାନ ଗୁରୁ, କିନ୍ତୁ ତୁମ୍ଭେ ଏସବୁ କଥା ବୁଝି ପାରୁ ନାହଁ? 11 ମୁଁ ତୁମ୍ଭକୁ ସତ୍ୟ କହୁଛି, ଆମ୍ଭେ ଯାହାସବୁ ଜାଣୁ ତାହା ସବୁ କହୁଛୁ, ଆମ୍ଭେ ଯାହା ଦେଖିଛୁ ତାହା ତୁମ୍ଭକୁ କହୁଛୁ, କିନ୍ତୁ ଆମ୍ଭେ ତୁମ୍ଭମାନଙ୍କୁ ଯାହା କହୁଛୁ, ତୁମ୍ଭେମାନେ ତାହା ଗ୍ରହଣ କରୁ ନାହଁ। 12 ମୁଁ ତୁମ୍ଭକୁ ଏ ସଂସାରର ବିଷୟ ସବୁ କହିଛି। କିନ୍ତୁ ତୁମ୍ଭେ ମୋତେ ବିଶ୍ୱାସ କରୁ ନାହଁ। ମୁଁ ଯଦି ତୁମ୍ଭକୁ ସ୍ୱର୍ଗ ବିଷୟରେ କହିବି, ତେବେ ନିଶ୍ଚିତ ଭାବେ ତୁମ୍ଭେ ବିଶ୍ୱାସ କରିବ ନାହିଁ। 13 ମନୁଷ୍ୟପୁତ୍ର [a] କେବଳ ସେହି ଜଣେ ଯିଏ ସ୍ୱର୍ଗରୁ ଆସିଛନ୍ତି, ଓ ସେ ହିଁ ଏକମାତ୍ର ଯିଏ ସ୍ୱର୍ଗକୁ ଯାଇଛନ୍ତି।

14 “ମୋଶା ମରୁଭୂମିରେ ସର୍ପକୁ ଉପରକୁ ଉଠାଇଥିଲେ। [b] ଠିକ୍ ସେହିପରି ମନୁଷ୍ୟପୁତ୍ର ମଧ୍ୟ ଉପରକୁ ଉଠାଯିବେ। 15 ଏହା ଦ୍ୱାରା ମନୁଷ୍ୟପୁତ୍ରଙ୍କଠାରେ ବିଶ୍ୱାସ କରୁଥିବା ପ୍ରତ୍ୟେକ ଲୋକ ଅନନ୍ତ ଜୀବନ ଲାଭ କରିବ।”

16 ହଁ, ପରମେଶ୍ୱର ଏ ପୃଥିବୀକୁ ଏତେ ପ୍ରେମ କଲେ ଯେ ସେ ତାହାଙ୍କ ଏକମାତ୍ର ପୁତ୍ରଙ୍କୁ ଦାନ କଲେ। ପରମେଶ୍ୱର ତାହାଙ୍କ ପୁତ୍ରଙ୍କୁ ଦାନ କଲେ ଯେପରି ତାହାଙ୍କ ପୁତ୍ରଙ୍କୁ ବିଶ୍ୱାସ କରୁଥିବା ପ୍ରତ୍ୟେକ ବ୍ୟକ୍ତି, ବିନାଶ ହେବେ ନାହିଁ, କିନ୍ତୁ ଅନନ୍ତ ଜୀବନ ପାଇବେ। 17 ପରମେଶ୍ୱର ତାହାଙ୍କ ପୁତ୍ରଙ୍କୁ ଏ ଜଗତକୁ ପଠାଇଲେ। ସେ ତାହାଙ୍କୁ ଜଗତର ବିଗ୍ଭର କରିବା ପାଇଁ ପଠାଇ ନ ଥିଲେ। ମାତ୍ର ଏହି ଜଗତ ଯେପରି ତାହାଙ୍କ ପୁତ୍ରଙ୍କ ଦ୍ୱାରା ଉଦ୍ଧାର ପାଇବ, ସେଥିପାଇଁ ସେ ତାହାଙ୍କୁ ପଠାଇଥିଲେ। 18 ପରମେଶ୍ୱରଙ୍କ ପୁତ୍ରଙ୍କଠାରେ ବିଶ୍ୱାସ ରଖୁଥିବା ଲୋକ କେବେ ବିଗ୍ଭରିତ ହୁଏ ନାହିଁ। କିନ୍ତୁ ତାହାଙ୍କଠାରେ ବିଶ୍ୱାସ ନ କରୁଥିବା ଲୋକ ବିଗ୍ଭରିତ ହୋଇସାରିଛି। କାରଣ ସେ ପରମେଶ୍ୱରଙ୍କର ଏକମାତ୍ର ପୁତ୍ରଙ୍କୁ ବିଶ୍ୱାସ କଲା ନାହିଁ। 19 ଲୋକମାନଙ୍କର ବିଗ୍ଭର ଏହି ବିଷୟ ଦ୍ୱାରା ହୁଏ: ସେହି ଆଲୋକ ଜଗତକୁ ଆସିଲେ, କିନ୍ତୁ ଲୋକେ ସେହି ଆଲୋକ ଗ୍ଭହିଁଲେ ନାହିଁ, ସେମାନେ ଅନ୍ଧକାର ଗ୍ଭହିଁଲେ, କାରଣ ସେମାନେ ମନ୍ଦକାର୍ଯ୍ୟରେ ରତଥିଲେ। 20 ମନ୍ଦକାର୍ଯ୍ୟ କରୁଥିବା ପ୍ରତ୍ୟେକ ଲୋକ ଆଲୋକକୁ ଘୃଣା କରେ। ସେ କେବେ ଆଲୋକକୁ ଆସିବ ନାହିଁ କାରଣ ଆଲୋକ ତା’ର କୃତ ସମସ୍ତ ମନ୍ଦକାର୍ଯ୍ୟ ଗୁଡ଼ିକୁ ଦେଖାଇ ଦେବ। 21 କିନ୍ତୁ ଯେଉଁ ଲୋକ ସତ୍ୟପଥ ଅନୁସରଣ କରେ, ସେ ଆଲୋକ ନିକଟକୁ ଆସେ। ତା’ପରେ ଆଲୋକ ସ୍ପଷ୍ଟ ଦେଖାଇ ଦେବ ଯେ ସେ ଲୋକ ଯେଉଁ କାର୍ଯ୍ୟ କରିଛି ତାହା ସେ ପରମେଶ୍ୱରଙ୍କ ମାଧ୍ୟମରେ କରିଛି। [c]

ଯୀଶୁ ଏବଂ ବାପ୍ତିଜକ ଯୋହନ

22 ଏହା ପରେ ଯୀଶୁ ଓ ତାହାଙ୍କର ଶିଷ୍ୟମାନେ ଯିହୂଦା ଅଞ୍ଚଳକୁ ଗଲେ। ସେଠାରେ ଯୀଶୁ ତାହାଙ୍କ ଶିଷ୍ୟମାନଙ୍କ ସହିତ ରହି ଲୋକଙ୍କୁ ବାପ୍ତିସ୍ମ [d] ଦେଲେ। 23 ଯୋହନ ମଧ୍ୟ ଏନୋନ ଗ୍ରାମରେ ଲୋକମାନଙ୍କୁ ବାପ୍ତିଜିତ ଦେଉଥିଲେ। ଏନୋନ ଶାଲମ ନଗର ନିକଟବର୍ତ୍ତୀ। ସେଠାରେ ପ୍ରଚୁର ଜଳ ଥିବାରୁ ଯୋହନ ସେଠାରେ ବାପ୍ତିସ୍ମ ଦେଉଥିଲେ। ଲୋକମାନେ ସେଠାକୁ ବାପ୍ତିଜିତ ହେବା ପାଇଁ ଯାଉଥିଲେ। 24 ଯୋହନ କାରାଗାରରେ ବନ୍ଦୀ ହେବା ପୂର୍ବରୁ ଏସବୁ ଘଟିଥିଲା।

25 ଯୋହନଙ୍କର କେତେକ ଶିଷ୍ୟଙ୍କର ସହିତ ଜଣେ ଯିହୂଦୀଙ୍କର ଯୁକ୍ତିତର୍କ ହେଲା। ସେମାନେ ତାହାଙ୍କ ସହିତ ଧର୍ମସଂକ୍ରାନ୍ତୀୟ ଶୁଚିକରଣ ବିଷୟରେ ତର୍କ କରୁଥିଲେ। 26 ତେଣୁ ଶିଷ୍ୟମାନେ ଆସି ଯୋହନଙ୍କୁ କହିଲେ, “ହେ ଗୁରୁ, ତୁମ୍ଭ ସହିତ ଯର୍ଦ୍ଦନ ନଦୀର ଆର ପାରିରେ ଯେଉଁ ଲୋକ ଥିଲେ, ତାହାଙ୍କୁ ମନେ ପକାଅ। ତୁମ୍ଭେ ସେହି ଲୋକ ବିଷୟରେ ଲୋକମାନଙ୍କୁ କହିଥିଲ। ସେହି ଲୋକ ବାପ୍ତିସ୍ମ ଦେଉଛନ୍ତି ଓ ଅନେକ ଲୋକ ତାହାଙ୍କ ପାଖକୁ ଯାଉଛନ୍ତି।”

27 ଯୋହନ ଉତ୍ତର ଦେଲେ, “ପରମେଶ୍ୱର ଗୋଟିଏ ଲୋକକୁ ଯାହା ଦିଅନ୍ତି, ସେ କେବଳ ସେତିକି ପାଏ। 28 ତୁମ୍ଭେମାନେ ନିଜେ ମୋର କହିବା ଶୁଣିଛ ଯେ ‘ମୁଁ ଖ୍ରୀଷ୍ଟ ନୁହେଁ। ତାହାଙ୍କ ପାଇଁ ପଥ ତିଆରି କରିବା ଉଦ୍ଦେଶ୍ୟରେ ଈଶ୍ୱର ମୋତେ ପଠାଇଛନ୍ତି।’ 29 କନ୍ୟା କେବଳ ବରର। ବରକୁ ସାହାଯ୍ୟ କରୁଥିବା ବନ୍ଧୁ ବର ଆସିବା ପର୍ଯ୍ୟନ୍ତ ଶୁଣେ ଓ ଅପେକ୍ଷା କରେ। ବରର ସ୍ୱର ଶୁଣି ସେହି ବନ୍ଧୁ ବହୁତ ଖୁସୀ ହୁଏ। ମୁଁ ଏବେ ସେହିଭଳି ଆନନ୍ଦ ପାଉଛି। ଏହା ମୋର ଆନନ୍ଦର ସମୟ। 30 ଯୀଶୁଙ୍କର ଅବଶ୍ୟ ବୃଦ୍ଧି ହେଉ। ଏବଂ ମୋର ପ୍ରୟୋଜନୀୟତା ଅବଶ୍ୟ କମି ଯାଉ।

ସ୍ୱର୍ଗରୁ ଆସିବା ଜଣେ ବ୍ୟକ୍ତି

31 “ସ୍ୱର୍ଗରୁ ଆସିଥିବା ବ୍ୟକ୍ତି ଅନ୍ୟ ଲୋକମାନଙ୍କ ଅପେକ୍ଷା ଶ୍ରେଷ୍ଠ। ପୃଥିବୀରୁ ଆସିଥିବା ବ୍ୟକ୍ତି ପୃଥିବୀର ଅଟନ୍ତି। ସେହି ବ୍ୟକ୍ତି ପୃଥିବୀରେ ଥିବା ବସ୍ତୁ ବିଷୟରେ କହନ୍ତି। କିନ୍ତୁ ଯେଉଁ ବ୍ୟକ୍ତି ସ୍ୱର୍ଗରୁ ଆସନ୍ତି, ସେ ଅନ୍ୟ ସମସ୍ତଙ୍କଠାରୁ ଶ୍ରଷ୍ଠେ। 32 ସେ ଯାହା ଦେଖିଛନ୍ତି ଓ ଶୁଣିଛନ୍ତି ସେହି ବିଷୟରେ କହନ୍ତି। କିନ୍ତୁ ସେ କହିଥିବା କଥା ସବୁ ଲୋକେ ଗ୍ରହଣ କରନ୍ତି ନାହିଁ। 33 ସେ କହୁଥିବା କଥା ଗୁଡ଼ିକୁ ଯେଉଁ ଲୋକ ଗ୍ରହଣ କରେ, ସେ ପ୍ରମାଣ ଦିଏ ଯେ ପରମେଶ୍ୱର ଯାହା କହନ୍ତି ତାହା ସତ୍ୟ। 34 ପରମେଶ୍ୱର ତାହାଙ୍କୁ ପଠାଇଛନ୍ତି। ପରମେଶ୍ୱର ଯାହା କହିଥା’ନ୍ତି, ସେ ତାହା କହନ୍ତି। ପରମେଶ୍ୱର ସମ୍ପୂର୍ଣ୍ଣଭାବେ ତାହାଙ୍କୁ ପବିତ୍ରଆତ୍ମା ପ୍ରଦାନ କରିଛନ୍ତି। 35 ପରମପିତା ପୁତ୍ରଙ୍କୁ ଭଲ ପାଆନ୍ତି। ସେ ତାହାଙ୍କୁ ସମସ୍ତ ବିଷୟର ଉପରେ କ୍ଷମତା ପ୍ରଦାନ କରିଛନ୍ତି। 36 ପୁତ୍ରଙ୍କୁ ବିଶ୍ୱାସ କରୁଥିବା ଲୋକ ଅନନ୍ତ ଜୀବନ ପାଆନ୍ତି। କିନ୍ତୁ ପୁତ୍ରଙ୍କୁ ଅବଜ୍ଞା କରୁଥିବା ଲୋକ କଦାପି ଅନନ୍ତ ଜୀବନ ଲାଭ କରିବ ନାହିଁ। ସେହି ଲୋକମାନଙ୍କ ଉପରେ ପରମେଶ୍ୱରଙ୍କର କ୍ରୋଧ ରହିବ।”

ଆୟୁବ ପୁସ୍ତକ 42

ଆୟୁବ ସଦାପ୍ରଭୁଙ୍କୁ ଉତ୍ତର ଦେଲା

42 ତା’ପରେ ଆୟୁବ ସଦାପ୍ରଭୁଙ୍କୁ ଉତ୍ତର ଦେଇ କହିଲା,

“ହେ ସଦାପ୍ରଭୁ ମୁଁ ଜାଣେ ଆପଣ ସବୁକିଛି କରି ପାରନ୍ତି।
    ତୁମ୍ଭେ ଯାହା କର ବା କରିବାକୁ ଗ୍ଭହଁ, କେହି ତୁମ୍ଭକୁ ସେ କାମରୁ ନିବୃତ୍ତ କରାଇ ପାରିବେ ନାହିଁ।
ହେ ସଦାପ୍ରଭୁ, ତୁମ୍ଭେ ମୋତେ ପଗ୍ଭରିଲ, ‘କିଏ ଏହି ଜ୍ଞାନହୀନ ମଣିଷ, ଯିଏ ନିର୍ବୋଧ ଭଳି କଥା କହୁଛି?’
    ହେ ସଦାପ୍ରଭୁ, ମୁଁ ସେହି ବିଷୟରେ କହିଥିଲି, ଯାହା ମୁଁ ବୁଝି ନ ଥିଲି।
    ମୁଁ ସେହିସବୁ କଥା କହିଥିଲି ଯାହା ଏତେ ଆଶ୍ଚର୍ଯ୍ୟଜନକ ଯେ ତାହା ମୋ’ ବୁଝିବା ଶକ୍ତିର ବାହାରେ।

“ହେ ସଦାପ୍ରଭୁ, ତୁମ୍ଭେ ମୋତେ କହିଲ, ‘ଶୁଣ ଆୟୁବ, ଆମ୍ଭେ ତୁମ୍ଭକୁ କହିବା।
    ଆମ୍ଭେ ତୁମ୍ଭକୁ ପ୍ରଶ୍ନ ପଗ୍ଭରିବା ଓ ତୁମ୍ଭେ ତା’ର ଉତ୍ତର ଦେବ।’
ହେ ସଦାପ୍ରଭୁ, ଅତୀତରେ ମୁଁ ତୁମ୍ଭ ବିଷୟରେ ଶୁଣିଥିଲି।
    କିନ୍ତୁ ଆଜି ମୁଁ ସ୍ୱଚକ୍ଷୁରେ ତୁମ୍ଭକୁ ଦେଖିଲି।
ହେ ସଦାପ୍ରଭୁ, ମୁଁ ଫେରେଇ ନେଉଛି ଯାହା ମୁଁ କହିଥିଲି।
    ହେ ସଦାପ୍ରଭୁ, ମୁଁ ବଡ଼ ଖେଦିତ
ଯେପରି ମୁଁ ଧୂଳି ଓ ପାଉଁଶ ଉପରେ ବସିଛି।
    ମୁଁ ମୋର ମନ ପରିବର୍ତ୍ତନ କରିଛି।”

ସଦାପ୍ରଭୁ ଆୟୁବକୁ ତା’ର ସମ୍ପତ୍ତି ଫେରାଇ ଦେଲେ

ସଦାପ୍ରଭୁ ଆୟୁବ ସହିତ କଥା ଶେଷ କଲା ପରେ ସେ ତୈମନୀୟ ଇଲୀଫସ୍ ସହିତ କଥା ହେଲେ। ସଦାପ୍ରଭୁ ଇଲିଫ‌‌‌ସ୍‌‌‌କୁ କହିଲେ, “ଆମ୍ଭେ ତୁମ୍ଭ ଉପରେ ଓ ତୁମ୍ଭର ଦୁଇ ବନ୍ଧୁଙ୍କ ଉପରେ କ୍ରୋଧିତ। କାରଣ ତୁମ୍ଭେ ଆମ୍ଭ ବିଷୟରେ ଉଚିତ୍ କଥା କହି ନାହଁ। କିନ୍ତୁ ଆୟୁବ ଆମ୍ଭର ଆଶ୍ରିତ। ଆୟୁବ ଆମ୍ଭ ବିଷୟରେ ଉଚିତ୍ କଥା କହିଛି। ତେଣୁ ବର୍ତ୍ତମାନ ଇଲୀଫସ୍ ସାତୋଟି ଷଣ୍ଢ ଓ ସାତୋଟି ମେଣ୍ଢା ନେଇ ମୋ’ ଭୃତ୍ୟ ଆୟୁବ ପାଖକୁ ଯାଅ। ତାହା ବଧ କରି ନିଜ ପାଇଁ ହୋମବଳି ପରି ଉତ୍ସର୍ଗ କର। ଆମ୍ଭ ଦାସ ଆୟୁବ ତୁମ୍ଭ ପାଇଁ ପ୍ରାର୍ଥନା କରିବ ଏବଂ ଆମ୍ଭେ ପ୍ରାର୍ଥନାର ଉତ୍ତର ଦେବା। ତା’ପରେ ଆମ୍ଭେ ତୁମ୍ଭକୁ ଦଣ୍ଡ ଦେବା ନାହିଁ, ଯାହାର ତୁମ୍ଭେ ହକଦାର। ତୁମ୍ଭେ ଦଣ୍ଡ ପାଇବା ଉଚିତ୍, କାରଣ ତୁମ୍ଭେ ଅତି ନିର୍ବୋଧ। ତୁମ୍ଭେ ଆମ୍ଭ ବିଷୟରେ ଉଚିତ୍ କଥା କହି ନାହଁ। କିନ୍ତୁ ଆମ୍ଭର ଭୃତ୍ୟ ଆୟୁବ ଆମ୍ଭ ବିଷୟରେ ଉଚିତ୍ କଥା କହିଛି।”

ତେଣୁ ତୈମନୀୟ ଇଲୀଫସ୍, ଶୂହୀୟ ବିଲଦଦ୍ ଓ ନାମାଥୀୟ ସୋଫର ସଦାପ୍ରଭୁଙ୍କୁ ମାନିଲେ। ତା’ପରେ ସଦାପ୍ରଭୁ ଆୟୁବର ପ୍ରାର୍ଥନାର ଉତ୍ତର ଦେଲେ।

10 ଆୟୁବ ତା’ର ବନ୍ଧୁମାନଙ୍କ ପାଇଁ ପ୍ରାର୍ଥନା କଲା। ତା’ପରେ ସଦାପ୍ରଭୁ ଆୟୁବକୁ ପୁଣି ସୌଭାଗ୍ୟ ଆଣି ଦେଲେ। ଆୟୁବର ପୂର୍ବରୁ ଯାହା ଥିଲା ତା’ର ଦୁଇଗୁଣ ସେ ଦେଲେ। 11 ତା’ପରେ ଆୟୁବର ଭାଇମାନେ, ଭଉଣୀମାନେ, ଯେଉଁ ଲୋକମାନେ ଆୟୁବକୁ ଜାଣିଥିଲେ, ସମସ୍ତେ ତା’ ଘରକୁ ଆସିଲେ। ସେମାନେ ସମସ୍ତେ ଆୟୁବର ଘରେ ଏକ ବଡ଼ ଭୋଜିରେ ଯୋଗ ଦେଲେ। ସେମାନେ ଆୟୁବକୁ ସାନ୍ତ୍ୱନା ଦେଲେ। ସେମାନେ ଦୁଃଖ ପ୍ରକାଶ କଲେ, କାରଣ ପରମେଶ୍ୱର ଆୟୁବ ପାଇଁ ବହୁତ କଷ୍ଟ ଦେଲେ। ପ୍ରତ୍ୟେକ ବ୍ୟକ୍ତି ଆୟୁବକୁ ଖଣ୍ଡେ ରୂପା ଓ ଗୋଟିଏ ସୁନାମୁଦି ପ୍ରଦାନ କଲେ।

12 ସଦାପ୍ରଭୁ ଆୟୁବକୁ ଅଧିକ ଆଶୀର୍ବାଦ କଲେ, ତାହାଠାରୁ ମଧ୍ୟ ଅଧିକ ଯାହା ତା’ର ପ୍ରଥମ ଥିଲା। ଆୟୁବ 14,000 ମେଣ୍ଢା, 6000 ଓଟ, 1000 ହଳ ବଳଦ, 1000 ମାଈ ଗଧ ପାଇଲେ। 13 ଆୟୁବ ସାତୋଟି ପୁତ୍ର ଓ ତିନୋଟି ଝିଅ ଲାଭ କଲା। 14 ଆୟୁବ ତା’ର ପ୍ରଥମ ଝିଅର ନାମ ଯିନୀମା, ଦ୍ୱିତୀୟ ଝିଅର ନାମ କ‌‌‌ତ୍‌‌‌ସୀୟା ଓ ତୃତୀୟ ଝିଅର ନାମ କେରଣହା‌ପ୍‌ପୁକ୍ ରଖିଲା। 15 ଆୟୁବର ଝିଅମାନେ ସେ ଦେଶର ସବୁଠାରୁ ସୁନ୍ଦରୀ ଥିଲେ ଏବଂ ତାଙ୍କର ପିତା ସେମାନଙ୍କୁ ଅଂଶ ଦେଲେ ତାଙ୍କ ଭାଇମାନଙ୍କ ସହିତ।

16 ଏହା ପରେ ଆୟୁବ 140 ବର୍ଷ ଅଧିକା ବଞ୍ଚିଲା। ସେ ନିଜର ପିଲାମାନଙ୍କର, ନାତିନାତୁଣୀମାନଙ୍କର ଗ୍ଭରିପୁରୁଷ ପର୍ଯ୍ୟନ୍ତ ଦେଖିଲା। 17 ଏବଂ ଆୟୁବ ଦୀର୍ଘ ଓ ପୂର୍ଣ୍ଣ ଜୀବନ ବିତାଇବା ପରେ ବୃଦ୍ଧାବସ୍ଥାରେ ମୃତ୍ୟୁବରଣ କଲା।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 12

ପାଉଲଙ୍କ ଜୀବନରେ ବିଶେଷ ଆଶୀର୍ବାଦ

12 ମୁଁ ଗର୍ବ କରି ଗ୍ଭଲି ଥିବି। ଏହା ଦ୍ୱାରା କିଛି ଲାଭ ନାହିଁ, କିନ୍ତୁ ମୁଁ ପ୍ରଭୁଙ୍କ ପ୍ରଦତ୍ତ ‘ଦର୍ଶନ’ ଓ ‘ପ୍ରତ୍ୟାଦେଶ’ ବିଷୟରେ କହିବି। ମୁଁ ଚଉଦ ବର୍ଷ ପୂର୍ବରୁ ଘଟି ଥିବା ଗୋଟିଏ ଘଟଣା କହୁଛି। ଜଣେ ଖ୍ରୀଷ୍ଟରେ ଥିବା ଲୋକକୁ ମୁଁ ଜାଣେ (ସ୍ୱଦେହରେ କି ଦେହରହିତ ହୋଇ, ତାହା ମୁଁ ଜାଣେ ନାହିଁ, ପରମେଶ୍ୱର ଜାଣନ୍ତି) ଯାହାଙ୍କୁ ତୃତୀୟ ସ୍ୱର୍ଗକୁ ନିଆଗଲା। ମୁଁ ଜାଣେ ତାହାଙ୍କୁ ପାରଦୀଶକୁ [a] ନିଆଗଲା। (ସ୍ୱଦେହରେ କି ଦେହରହିତ ହୋଇ, ତାହା ମୁଁ ଜାଣେ ନାହିଁ, ପରମେଶ୍ୱର ଜାଣନ୍ତି)। ସେ ଏପରି ଶୁଣିବାକୁ ପାଇଲେ ଯାହା ସେ ବୁଝେଇ ପାରିଲେ ନାହିଁ। ସେ କିଛି ବିଷୟ ଶୁଣିଲେ, ଯାହା କୌଣସି ବ୍ୟକ୍ତିକୁ କହିବା ପାଇଁ ଅନୁମତି ଦିଆଯାଇ ନାହିଁ। ମୁଁ ଏହିଭଳି ଲୋକ ପାଇଁ ଗର୍ବ କରିବାକୁ ଇଚ୍ଛା କରୁଛି, କିନ୍ତୁ ମୁଁ ନିଜ ପାଇଁ ଗର୍ବ କରିବି ନାହିଁ, ମାତ୍ର ମୋହର ଦୁର୍ବଳତାରେ ଦର୍ପ କରିବି।

ଯଦିଓ ମୁଁ ନିଜ ଉପରେ ଗର୍ବ କରିବାକୁ ଗ୍ଭହିଁଲି ତଥାପି ମୁଁ ମୂର୍ଖ ନୁହେଁ, କାରଣ ମୁଁ ସତ୍ୟକଥା କହେ। କିନ୍ତୁ ମୁଁ ନିଜ ପାଇଁ ଗର୍ବ କରିବି ନାହିଁ କାରଣ ଲୋକେ ମୋ’ ବିଷୟରେ ଯାହା ଦେଖିଛନ୍ତି ଓ ଶୁଣିଛନ୍ତି ତା’ଠାରୁ ଅଧିକ ବୋଲି ମୋତେ ଭାବନ୍ତୁ, ଏହା ମୁଁ ଇଚ୍ଛା କରେ ନାହିଁ।

ମୋତେ ଦିଆଯାଇଥିବା ଆଶ୍ଚର୍ଯ୍ୟଜନକ ପ୍ରତ୍ୟାଦେଶଗୁଡ଼ିକ ପାଇଁ କାଳେ ମୁଁ ଅତ୍ୟଧିକ ଗର୍ବ କରିବି, ସେଥିପାଇଁ ମୋତେ ଶରୀରରେ ଯନ୍ତ୍ରଣାଦାୟକ ଏକ କଣ୍ଟକ ଦିଆ ହେଲା। ଶୟତାନର ଦୂତ ସ୍ୱରୂପେ ଏହା ମୋତେ ଦିଆଯାଇଛି ଓ ମୁଁ ଯେପରିକି ଅଧିକ ଗର୍ବ ନ କରେ। ମୋତେ ମାଡ଼ ମାରିବା ପାଇଁ ସେଥିପାଇଁ ତାହାକୁ ପଠାଯାଇଛି। ମୁଁ ପ୍ରଭୁଙ୍କୁ ତିନିଥର ପ୍ରାର୍ଥନା କଲି ଯେ ସେ ଏହି କଣ୍ଟକଟିକୁ ମୋ’ଠାରୁ ଦୂରେଇ ନିଅନ୍ତୁ। କିନ୍ତୁ ପ୍ରଭୁ ମୋତେ କହିଲେ, “ତୁମ୍ଭ ପାଇଁ ମୋର ଅନୁଗ୍ରହ ଯଥେଷ୍ଟ। ଯେତେବେଳେ ତୁମ୍ଭେ ଦୁର୍ବଳ, ସେତେବେଳେ ମୋର ଶକ୍ତି ତୁମ୍ଭଠାରେ ପରିପୂର୍ଣ୍ଣତା ଭାବେ ଦେଖା ଦିଏ।” ଅତଏବ ମୁଁ ମୋର ଦୁର୍ବଳତା ପାଇଁ ଗର୍ବ ଅନୁଭବ କରିବାରେ ଆନନ୍ଦ ପାଏ। ଏହା ଦ୍ୱାରା ଖ୍ରୀଷ୍ଟଙ୍କର ଶକ୍ତି ମୋ’ଠାରେ ରହିଥିବ। 10 ଅତଏବ ମୋ’ଠାରେ ଦୁର୍ବଳତା ଥିଲେ ମୁଁ ଆନନ୍ଦିତ ହୁଏ। କେବଳ ଖ୍ରୀଷ୍ଟଙ୍କ ସକାଶେ ଯେତେବେଳେ ମୁଁ ଅପମାନିତ ହୁଏ, ମୁଁ କଠିନ ସମୟ ଦେଇ ଗତି କରେ, ଯେତେବେଳେ ମୋର କଷ୍ଟ ଥାଏ ବା ଯେତେବେଳେ ମୋର ସମସ୍ୟା ଥାଏ, ସେତେବେଳେ ମୁଁ ଆନନ୍ଦ କରେ। ଯେତେବେଳେ ମୁଁ ଦୁର୍ବଳ, ସେତେବେଳେ ମୁଁ ପ୍ରକୃତରେ ଅତି ସବଳ, ଏଥିପାଇଁ ଅତିଶୟ ଆନନ୍ଦ କରେ।

କରିନ୍ଥୀଠାରେ ଖ୍ରୀଷ୍ଟିୟାନମାନଙ୍କ ପ୍ରତି ପାଉଲଙ୍କ ପ୍ରେମ

11 ମୁଁ ମୂର୍ଖଙ୍କ ଭଳି କହିଗ୍ଭଲି ଥିଲି। କିନ୍ତୁ ଏପରି କହିବା ପାଇଁ ତୁମ୍ଭେମାନେ ମୋତେ ବାଧ୍ୟ କରିଥିଲ। ତୁମ୍ଭେମାନେ ହେଉଛ ସେହିଲୋକ, ଯେଉଁମାନେ ମୋ’ ସପକ୍ଷରେ ଭଲକଥା କହିବ। ମୁଁ କିଛି ନୁହେଁ, କିନ୍ତୁ ତଥାକଥିତ ସେହି “ମହାନ୍ ପ୍ରେରିତ”ମାନେ ମୋ’ଠାରୁ ଅଧିକ ମଧ୍ୟ ନୁହନ୍ତି। 12 ମୁଁ ତୁମ୍ଭମାନଙ୍କ ସହିତ ଥିବା ବେଳେ, ଜଣେ ପ୍ରେରିତ ବୋଲି ପ୍ରମାଣିତ କରୁଥିବା କାମ ମୁଁ କରିଥିଲି। ମୁଁ ନାନାଦି ଚିହ୍ନ, ଅ‌ଦ୍‌ଭୂତ ଓ ଆଶ୍ଚର୍ଯ୍ୟଜନକ କାମ ଦେଖାଇଥିଲି। ଏ ସବୁ ମୁଁ ଅନେକ ଧୈର୍ଯ୍ୟର ସହିତ କରିଥିଲି। 13 ଅତଏବ, ଅନ୍ୟ ମଣ୍ଡଳୀଗୁଡ଼ିକ ଯାହା ପାଇ ଥିଲେ ତା’ସବୁ ତୁମ୍ଭେମାନେ ମଧ୍ୟ ପାଇଛ। କେବଳ ଗୋଟିଏ କଥା ତନ୍ମଧ୍ୟରୁ ଅଲଗା: ମୁଁ ତୁମ୍ଭମାନଙ୍କ ଉପରେ କେବେ ହେଲେ ଭାରସ୍ୱରୂପ ନ ଥିଲି। ଏଥିପାଇଁ ମୋତେ କ୍ଷମା କରି ଦିଅ।

14 ମୁଁ ତୁମ୍ଭମାନଙ୍କ ପାଖକୁ ତୃତୀୟ ଥର ଯିବା ପାଇଁ ପ୍ରସ୍ତୁତ। ଓ ମୁଁ ତୁମ୍ଭମାନଙ୍କ ପାଇଁ ଭାରସ୍ୱରୂପ ହେବି ନାହିଁ। ତୁମ୍ଭମାନଙ୍କର ଥିବା ସମ୍ପତ୍ତିରୁ ମୁଁ କିଛି ଇଚ୍ଛା କରେ ନାହିଁ। ପ୍ରତିବଦଳରେ ମୁଁ ତୁମ୍ଭମାନଙ୍କୁ ଗ୍ଭହେଁ। ସନ୍ତାନମାନଙ୍କର ନିଜ ପିତାମାତା ଲାଗି କୌଣସି ସଞ୍ଚୟର ଆବଶ୍ୟକତା ନ ଥାଏ, କିନ୍ତୁ ସନ୍ତାନମାନଙ୍କ ଲାଗି ପିତାମାତା ସଞ୍ଚୟ କରନ୍ତି। 15 ଏଣୁ ମୋ’ ପାଖରେ ଯାହା ଅଛି, ମୁଁ ଆନନ୍ଦର ସହିତ ତୁମ୍ଭମାନଙ୍କୁ ଦେବି। ତୁମ୍ଭମାନଙ୍କ ଲାଗି ମୁଁ ନିଜକୁ ମଧ୍ୟ ଦେଇଦେବି। ଯଦି ମୁଁ ତୁମ୍ଭମାନଙ୍କୁ ଅଧିକ ଭଲ ପାଏ ତା’ହେଲେ ତୁମ୍ଭେମାନେ କ’ଣ ମୋତେ ସ୍ନେହରେ ଊଣା କରିବ?

16 ମୁଁ ତୁମ୍ଭମାନଙ୍କ ଉପରେ ଭାରସ୍ୱରୂପ ହେବାକୁ ଗ୍ଭହେଁ ନାହିଁ କିନ୍ତୁ ଏହା ନିଶ୍ଚିତ ତୁମ୍ଭେମାନେ କ’ଣ ଭାବୁଛ ଯେ ମୁଁ ଛଳ ଭାବରେ ମିଥ୍ୟା କହି ତୁମ୍ଭମାନଙ୍କୁ ଜାଲରେ ପକାଇବା ପାଇଁ ଚେଷ୍ଟା କରିବି। 17 ମୁଁ ତୁମ୍ଭମାନଙ୍କ ପାଖକୁ ପଠାଇଥିବା ଲୋକମାନଙ୍କ ମଧ୍ୟରୁ କାହାରି ମାଧ୍ୟମରେ ତୁମ୍ଭମାନଙ୍କଠାରୁ ଫାଇଦା ଉଠାଇଛି କି? ନା, ତୁମ୍ଭେମାନେ ଜାଣ ଯେ, ଏସବୁ ମୁଁ କଦାପି କରି ନାହିଁ। 18 ମୁଁ ତୀତସଙ୍କୁ ଓ ଆମର ଜଣେ ଭାଇଙ୍କୁ ତାହାଙ୍କ ସହିତ ପଠାଇଥିଲି। ତୀତସ କ’ଣ ତୁମ୍ଭମାନଙ୍କଠାରୁ ଫାଇଦା ଉଠାଇଥିଲେ କି? ନା! ତୁମ୍ଭେମାନେ ଜାଣ ଯେ ତୀତସ ଓ ମୁଁ ଦୁହେଁ ତୁମ୍ଭମାନଙ୍କ ପାଇଁ ସମାନ ଭାବରେ ଓ ସମାନ ଉତ୍ସାହରେ କାମ କରିଛୁ। ସେହି ପବିତ୍ରଆତ୍ମାର ପ୍ରେରଣରେ ଆମ୍ଭେ ଦୁହେଁ କାମ କରିଥିଲୁ।

19 ତୁମ୍ଭେମାନେ କ’ଣ ଭାବୁଛ ଯେ ଆମ୍ଭେ ଏତେ ସମୟ ଧରି ଆମ୍ଭ ପକ୍ଷରେ ଯୁକ୍ତି ବାଢୁ ଥିଲୁ। ଆମ୍ଭେ ଖ୍ରୀଷ୍ଟଙ୍କର ଅନୁସରଣକାରୀ ହିସାବରେ ପରମେଶ୍ୱରଙ୍କ ଆଗରେ କହିଥିଲୁ। ତୁମ୍ଭେମାନେ ଆମ୍ଭର ପ୍ରିୟ ମିତ୍ର। ଆମ୍ଭେ ଯାହାକିଛି କହୁଛୁ ତାହା ତୁମ୍ଭେମାନେ ଆଧ୍ୟାତ୍ମିକ ଭାବରେ ଶକ୍ତିଶାଳୀ ହେବ ବୋଲି କହୁଛୁ। 20 ଏଭଳି କହିବାର ଉଦ୍ଦେଶ୍ୟ ଯେ, ମୋର ଭୟ ହେଉଛି: ଯେତେବେଳେ ମୁଁ ତୁମ୍ଭମାନଙ୍କ ପାଖକୁ ଯିବି ସେତେବେଳେ ମୁଁ ତୁମ୍ଭମାନଙ୍କୁ ଯାହା ଭାବିଛି, ଠିକ୍ ସେହି ରୂପରେ ନ ପାଇ ପାରେ ଓ ତୁମ୍ଭେମାନେ ମଧ୍ୟ ମୋତେ ଯାହା ଭାବିଛ ଠିକ୍ ସେହି ରୂପରେ ପାଇ ନ ପାର। ମୋର ଭୟ ଯେ, କାଳେ ତୁମ୍ଭମାନଙ୍କ ମଧ୍ୟରେ କଳହ, ଈର୍ଷା, କ୍ରୋଧ, ସ୍ୱାର୍ଥପରତା, ପରଚର୍ଚ୍ଚା, କାନକୁହାକୋହି, ଗର୍ବ ଓ ଦ୍ୱନ୍ଦ ଦେଖିବାକୁ ମିଳିବ। 21 ମୁଁ ଭୟ କରୁଛି ଯେ ଯେତେବେଳେ ମୁଁ ତୁମ୍ଭମାନଙ୍କ ପାଖକୁ ଯିବି, ସେତେବେଳେ ତୁମ୍ଭମାନଙ୍କ ଆଗରେ ମୋର ପରମେଶ୍ୱର ମୋତେ ଲଜ୍ଜା ନ ଦିଅନ୍ତୁ। ଯେହେତୁ ତୁମ୍ଭମାନଙ୍କ ଭିତରୁ ଅନେକେ ପାପ କରିଥିବାରୁ, ମୁଁ ଦୁଃଖିତ ହେବି। କାରଣ ସେହି ଲୋକମାନେ ସେମାନଙ୍କର ପାପର ଜୀବନ ନିମନ୍ତେ ଦୁଃଖିତ ହୋଇ ନ ଥିବାରୁ, ଓ ଅନୁତାପ କରି ନ ଥିବାରୁ, ସେମାନଙ୍କର ଯୌନଗତ ପାପ କାରଣରୁ ଏବଂ ଲଜ୍ଜାଜନକ କାର୍ଯ୍ୟ କରୁ ଥିବାରୁ, ମୋତେ ଶୋକ କରିବାକୁ ପଡ଼ିବ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center