M’Cheyne Bible Reading Plan
ପବିତ୍ର ଜିନିଷପତ୍ର ପାଇଁ ଉପହାର
25 ସଦାପ୍ରଭୁ ମୋଶାଙ୍କୁ କହିଲେ, 2 “ତୁମ୍ଭେ ଇସ୍ରାଏଲ ଲୋକମାନଙ୍କୁ ମୋ’ ନିମନ୍ତେ ଉପହାର ସଂଗ୍ରହ କରିବାକୁ କୁହ। ପ୍ରତ୍ୟେକ ଲୋକ ତା’ର ହୃଦୟରେ ନିଷ୍ପତ୍ତି ନେବା ଉଚିତ୍, ସେ ମୋ’ ପାଇଁ ଯାହା ଉପହାର ଦେବା ଉଚିତ୍। ମୋ’ ପାଇଁ ସେହି ଦ୍ରବ୍ୟ ସଂଗ୍ରହ କର। 3 ଏହି ବସ୍ତୁଗୁଡ଼ିକ ତୁମ୍ଭେ ଲୋକମାନଙ୍କଠାରୁ ଗ୍ରହଣ କରି ପାରିବ। ଯଥା-ସୁନା, ରୂପା, ପିତ୍ତଳ, 4 ନୀଳବର୍ଣ୍ଣ, ଧୂମବର୍ଣ୍ଣ ଓ ସିନ୍ଦୁରବର୍ଣ୍ଣ ଓ ଶୁଭ୍ର କ୍ଷୋମସୂତ୍ର ଓ ଛାଗଲୋମ, 5 ରକ୍ତୀକୃତ ମେଷଚର୍ମ, ଶିଶୁକଚର୍ମ ଓ ଶିଟୀମ୍ କାଷ୍ଠ। 6 ଦୀପ ନିମନ୍ତେ ତୈଳ ପୁଣି ଅଭିଷେକାର୍ଥ ତୈଳ ଓ ସୁଗନ୍ଧି ଧୂପ ନିମନ୍ତେ ଗନ୍ଧ ଦ୍ରବ୍ୟ। 7 ଏଫୋଦ ଓ ବୁକୁପଟାରେ ଏହା ଲଗାଇବା ନିମନ୍ତେ ଗୋମେଦକମଣି ଓ ଅଳଙ୍କାରସବୁ ଗ୍ରହଣ କର।”
ପବିତ୍ର ତମ୍ବୁ
8 ପରମେଶ୍ୱର ଏହା ମଧ୍ୟ କହିଲେ, “ସେମାନେ ଆମ୍ଭ ନିମନ୍ତେ ଗୋଟିଏ ପବିତ୍ର ସ୍ଥାନ ନିର୍ମାଣ କରନ୍ତୁ। ତହିଁରେ ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା। 9 ପବିତ୍ର ତମ୍ବୁର ଆକାର ଓ ତହିଁର ସମସ୍ତ ପାତ୍ରର ଆକାରାଦିର ଯେଉଁ ଆଦର୍ଶ ଆମ୍ଭେ ତୁମ୍ଭକୁ ଦେଖାଇବା ସେହି ଅନୁସାରେ ତୁମ୍ଭେମାନେ ସବୁ କରିବ।
ନିୟମ ସିନ୍ଦୁକ
10 “ଶିଟୀମ୍ କାଠର ଏକ ସିନ୍ଦୁକ ତିଆରି କର। ସେହି ପବିତ୍ର ସିନ୍ଦୁକ ଅଢ଼େଇ ହାତ ଲମ୍ବ, ଦେଢ଼ ହାତ ପ୍ରସ୍ଥ ଓ ଦେଢ଼ ହାତ ଉଚ୍ଚ ହେବ। 11 ତହୁଁ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ତାହା ମଡ଼ାଇବ। ତା’ର ଭିତର ପଟ ଓ ବାହାର ପଟରେ ମଧ୍ୟ ମଡ଼ାଇବ। ଏବଂ ତା’ଉପରେ ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥ କରିବ। 12 ଏଥିନିମନ୍ତେ ଗ୍ଭରି କୋଣରେ ଗ୍ଭରୋଟି ସୁବର୍ଣ୍ଣର କଡ଼ା ଲଗାଅ। ପ୍ରତ୍ୟେକ ପାଖରେ ଦୁଇଟି କଡ଼ା ଲଗାଅ। 13 ଏହାକୁ ବହିବା ପାଇଁ ସାଙ୍ଗୀ ତିଆରୀ କର ଓ ସୁବର୍ଣ୍ଣରେ ମଣ୍ଡିତ କର। 14 ସିନ୍ଦୁକ ବହିବା ନିମନ୍ତେ ସିନ୍ଦୁକର ଦୁଇ ପାର୍ଶ୍ୱସ୍ଥ କଡ଼ାରେ ସେହି ସାଙ୍ଗୀ ପ୍ରବେଶ କରାଇବ। 15 ସେହି ସାଙ୍ଗୀ ସିନ୍ଦୁକର କଡ଼ା ଭିତରେ ସର୍ବଦା ଥିବ ଏବଂ ତହିଁରୁ ତାହା ବାହାର କରାଯିବ ନାହିଁ।
16 ପରମେଶ୍ୱର କହିଲେ, “ପୁଣି ଆମ୍ଭେ ତୁମ୍ଭକୁ ଯେଉଁ ଚୁକ୍ତିପତ୍ର ଦେବା ତାହା ସେହି ସିନ୍ଦୁକରେ ରଖିବ। 17 ଏହା ପରେ ତୁମ୍ଭେମାନେ ଶୁଦ୍ଧ ସୁବର୍ଣ୍ଣରେ ଅଢ଼େଇ ହାତ ଲମ୍ବା ଓ ଦେଢ଼ ହାତ ପ୍ରସ୍ଥ ଏକ ପାପାଚ୍ଛାଦନ ନିର୍ମାଣ କରିବ। 18 ଏହା ପରେ ତୁମ୍ଭେମାନେ ପିଟା ସୁବର୍ଣ୍ଣରୁ ଦୁଇଟି କିରୁବଦୂତ କରିବ। ଏବଂ ସେଗୁଡ଼ିକୁ ସେହି ପାପାଚ୍ଛାଦନର ଦୁଇ ମୁଣ୍ଡରେ ଦେବ। 19 ଏକ ଦୂତକୁ ଗୋଟିଏ ମୁଣ୍ଡରେ ଓ ଆଉ ଗୋଟିଏକୁ ଅନ୍ୟ ମୁଣ୍ଡରେ ସ୍ଥାପନ କର। ଦୁଇ ଦୂତଙ୍କୁ ଆଚ୍ଛାଦନ ସହିତ ସଂଲଗ୍ନ କର। 20 ସେହି ଦୂତମାନେ ନିୟମ-ସିନ୍ଦୁକକୁ ସେମାନଙ୍କର ଡେଣା ଦ୍ୱାରା ଆଚ୍ଛାଦନ କରିବେ, ଯାହାକି ଆକାଶ ଆଡ଼କୁ ଉଠେ। ଆଚ୍ଛାଦକ ଆଡ଼କୁ ଅନାଇ ଦୂତମାନେ ସାମ୍ନାସାମ୍ନି ରହିବା ଉଚିତ୍।
21 “ତୁମ୍ଭେ ଏହି ପାପାଚ୍ଛାଦନ ସେହି ସିନ୍ଦୁକ ଉପରେ ରଖିବ। ପୁଣି ଆମ୍ଭେ ତୁମ୍ଭକୁ ଯେଉଁ ଚୁକ୍ତିପତ୍ର ଦେବା ତାହା ସେହି ସିନ୍ଦୁକ ମଧ୍ୟରେ ଥୋଇବ। 22 ଆଉ ଆମ୍ଭେ ଯେତେବେଳେ ତୁମ୍ଭକୁ ସାକ୍ଷାତ କରିବା ଓ ପାପାଚ୍ଛାଦନର ଉପରି ଭାଗରୁ ଅର୍ଥାତ୍ ଚୁକ୍ତି ସିନ୍ଦୁକର ଉପରିସ୍ଥ କିରୂବଦୂତଗଣ ମଧ୍ୟରୁ ତୁମ୍ଭ ସଙ୍ଗେ ଆଳାପ କରି ଇସ୍ରାଏଲ ସନ୍ତାନଗଣ ବିଷୟକ ଆମ୍ଭେ ସମସ୍ତ ଆଜ୍ଞା ତୁମ୍ଭକୁ ଜଣାଇବା।
ମେଜ
23 “ଶିଟୀମ୍ କାଠରେ ଏକ ମେଜ ପ୍ରସ୍ତୁତ କର। ସେହି ମେଜଟି ଦୁଇ ହାତ ଲମ୍ବ, ଏକ ହାତ ପ୍ରସ୍ଥ ଓ ଦେଢ଼ ହାତ ଉଚ୍ଚ ହେବ। 24 ଏହି ମେଜକୁ ଖାଣ୍ଟି ସୁବର୍ଣ୍ଣରେ ଆଚ୍ଛାଦନ କର ଏବଂ ତା’ର ଚତୁର୍ଦ୍ଦିଗରେ ଏକ ସୁବର୍ଣ୍ଣର ଛାଞ୍ଚ ଦିଅ। 25 ଏହା ପରେ ମେଜର ଚତୁର୍ପାର୍ଶ୍ୱରେ ଏକ ହାତ ଓସାରର ଏକ ତକ୍ତା ତିଆରି କର ଏବଂ ଏକ ସୁବର୍ଣ୍ଣର କାନ୍ଥ ଲଗାଅ। 26 ଆଉ ସୁବର୍ଣ୍ଣରେ ଗ୍ଭରୋଟି କଡ଼ା କରି ଗ୍ଭରି ଖୁରାର ଗ୍ଭରି କୋଣରେ ରଖିବ। 27 ଏହି କଡ଼ାଗୁଡ଼ିକ ଭିତରେ ସାଙ୍ଗୀ ମେଜ ବହନ କରିବ। ଏବଂ ସେଗୁଡ଼ିକ ରିମ୍ର ପାଖାପାଖି ରହିବା ଉଚିତ୍। 28 ମେଜକୁ ବୋହିବା ପାଇଁ ଶିଟୀମ୍ କାଠରେ ସାଙ୍ଗୀ ତିଆରି କରି ସେଥିରେ ସୁବର୍ଣ୍ଣ ମଡ଼ାଇ ଦିଅ। 29 ଏହାର ଥାଳି, ବାଟି, ଜଗ୍ ଓ ପିଆଲା ଶୁଦ୍ଧ ସୁବର୍ଣ୍ଣରେ ନିର୍ମାଣ କର। ଜଗ୍ ଓ ପିଆଲାଗୁଡ଼ିକ ପେୟନୈବେଦ୍ୟ ପାଇଁ ବ୍ୟବହୃତ ହେବ। 30 ସେହି ମେଜ ଉପରେ, ମୋ’ ସମ୍ମୁଖରେ ସବୁ ସମୟରେ ଦର୍ଶନୀୟ ରୋଟୀ ରଖ।
ଦୀପରୁଖା
31 “ଏହା ପରେ ତୁମ୍ଭେମାନେ ଏକ ଦୀପ ବୃକ୍ଷ ତିଆରି କରିବ। ଏହା ନିର୍ମଳ ସୁବର୍ଣ୍ଣରେ ପିଟା କର୍ମରେ ଏହାର ଗଣ୍ଡି ଓ ଶାଖା ନିର୍ମାଣ କର। ଆଉ ଗୋଲାଧାର ଓ କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ରହିବ।
32 “ଏହି ଦୀପ ବୃକ୍ଷଟି ଛଅ ଶାଖା ବିଶିଷ୍ଟ ହେବ। ଏହାର ଏକ ପାର୍ଶ୍ୱରୁ ତିନି ଦୀପଶାଖା ଓ ଅନ୍ୟ ପାର୍ଶ୍ୱରୁ ତିନି ଦୀପଶାଖା ବାହାରିବ। 33 ପ୍ରତି ଶାଖାରେ ତିନୋଟି ଫୁଲ ରହିବ। ଏହି ଫୁଲଗୁଡ଼ିକ ବାଦାମ ପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ। 34 ଦୀପ ବୃକ୍ଷରେ ବାଦାମ ପୁଷ୍ପାକୃତି ଗ୍ଭରି ଗୋଲାଧାର ଓ କଳିକା ପୁଷ୍ପ ରହିବ। 35 ସେହି ଦୀପବୃକ୍ଷରୁ ଯେଉଁ ଛଅ ଶାଖା ହେବ ସେମାନଙ୍କ ଏକ ଶାଖା ଦ୍ୱୟର ଏକ କଳିକା ଓ ଅନ୍ୟ ଶାଖା ଦ୍ୱୟର ତଳେ ଏକ କଳିକା ଓ ଅନ୍ୟତର ଶାଖା ଦ୍ୱୟର ତଳେ ଏକ କଳିକା ରହିବ। 36 ସେ ଦୀପଶାଖାଟି ସମ୍ପୂର୍ଣ୍ଣଭାବେ ଶୁଦ୍ଧ ସୁବର୍ଣ୍ଣରେ ନିର୍ମିତ ହେବ। ଏହି ସମସ୍ତ ସୁବର୍ଣ୍ଣ କାର୍ଯ୍ୟ ପିଟା ସୁବର୍ଣ୍ଣରେ ହେବ। ଏବଂ ଏହା ଯୋଡ଼ାଯାଇ ଗୋଟିଏ ଖଣ୍ଡ କରା ହେବ। 37 ତୁମ୍ଭେମାନେ ତାହା ପାଇଁ ସପ୍ତ ପ୍ରଦୀପ ନିର୍ମାଣ କରିବ। ତହିଁରେ ଲୋକମାନେ ସେହି ପ୍ରଦୀପ ଜଳାଇଲେ ତହିଁର ସମ୍ମୁଖରେ ଆଲୁଅ ହେବ। 38 ନିର୍ମଳ ସୁବର୍ଣ୍ଣରେ ତହିଁର ଚିମୁଟା ଓ ଅଙ୍ଗାରଧାନୀ ନିର୍ମାଣ କରିବ। 39 ଏହି ଦୀପରୁଖା ଓ ତହିଁର ସାମଗ୍ରୀ ଏକ ତାଳନ୍ତ ଶୁଦ୍ଧ ସୁବର୍ଣ୍ଣରେ ତିଆରି ହେବା ଉଚିତ୍। 40 ନିଶ୍ଚିତ ହୁଅ ଯେ, ନିର୍ଦ୍ଦେଶ ମୁତାବକ ଆସବାବପତ୍ରଗୁଡ଼ିକ ତିଆରି କରୁଛ। ଯାହାକି ମୁଁ ତୁମ୍ଭକୁ ପର୍ବତ ଉପରେ ଦେଇଛି।”
ଜଣେ ଶମିରୋଣୀୟା ସ୍ତ୍ରୀ ସହିତ ଯୀଶୁଙ୍କର କଥାବାର୍ତ୍ତା
4 ଯୋହନଙ୍କ ଅପେକ୍ଷା ଯୀଶୁ ଅଧିକ ଶିଷ୍ୟ କରୁଥିବାର ଓ ବାପ୍ତିଜିତ ଦେଉଥିବାର ଖବର ଫାରୂଶୀମାନେ ଶୁଣିଲେ। 2 କିନ୍ତୁ ଯୀଶୁ ପ୍ରକୃତରେ ଲୋକମାନଙ୍କୁ ବାପ୍ତିସ୍ମ ଦେଉ ନ ଥିଲେ। ତାହାଙ୍କ ଶିଷ୍ୟମାନେ ତାହାଙ୍କ ପାଇଁ ଲୋକଙ୍କୁ ବାପ୍ତିସ୍ମ ଦେଉଥିଲେ। ଯୀଶୁ ଜାଣିଥିଲେ ଯେ ଫାରୂଶୀମାନେ ତାହାଙ୍କ ସମ୍ବନ୍ଧରେ ଶୁଣିଛନ୍ତି। 3 ତେଣୁ ସେ ସେତେବେଳେ ଯିହୂଦା ପ୍ରଦେଶ ଛାଡ଼ି ପୁଣି ଥରେ ଗାଲିଲୀକୁ ଗ୍ଭଲିଗଲେ। 4 ଯୀଶୁ ଗାଲିଲୀ ଗଲାବେଳେ ତାହାଙ୍କୁ ଶମିରୋଣ ଅଞ୍ଚଳ ବାଟ ଦେଇ ଯିବାକୁ ହେଲା।
5 ଯୀଶୁ ଶମିରୋଣର ସୁଖାରରେ ଆସି ପହଞ୍ଚିଲେ। ଏହି ନଗରଟି ଯାକୁବ ତାହାଙ୍କ ପୁତ୍ର ଯୋଷେଫଙ୍କୁ ଦେଇଥିବା ଜମି ପାଖରେ ଥିଲା। 6 ଯାକୁବଙ୍କ କୂଅ ସେଠାରେ ଥିଲା। ଯୀଶୁ ଗ୍ଭଲି ଗ୍ଭଲି କ୍ଳାନ୍ତ ହୋଇ ପଡ଼ିଥିଲେ। ତେଣୁ ସେ କୂଅ ପାଖରେ ବସି ପଡ଼ିଲେ। ଏହା ମଧ୍ୟାହ୍ନ ସମୟ ଥିଲା। 7 ସେତିକିବେଳେ ଜଣେ ଶମିରୋଣୀୟା ସ୍ତ୍ରୀ ସେହି କୂଅରୁ ପାଣି ନେବା ପାଇଁ ଆସିଲା। ଯୀଶୁ ତାକୁ କହିଲେ, “ମୋତେ ଦୟାକରି ମୁନ୍ଦେ ପାଣି ପିଇବାକୁ ଦିଅ।” 8 ସେ ସମୟରେ ତାହାଙ୍କ ଶିଷ୍ୟମାନେ କିଛି ଖାଦ୍ୟ କିଣିବା ପାଇଁ ନଗରକୁ ଯାଇଥିଲେ।
9 ସେହି ଶମିରୋଣୀୟା ସ୍ତ୍ରୀ ଜଣକ ତାହାଙ୍କୁ କହିଲା, “ମୁଁ ଆଶ୍ଚର୍ଯ୍ୟ ହେଉଛି ଯେ, ଆପଣ ମୋତେ ପାଣି ପିଇବାକୁ ମାଗୁଛନ୍ତି। ଆପଣ ଜଣେ ଯିହୂଦୀ ଓ ମୁଁ ଜଣେ ଶମିରୋଣୀୟା ସ୍ତ୍ରୀ।” ଯିହୂଦୀମାନେ ଶମିରୋଣୀୟଙ୍କ ସହିତ ବନ୍ଧୁତା କରନ୍ତି ନାହିଁ।
10 ଯୀଶୁ ଉତ୍ତର ଦେଲେ, “ତୁମ୍ଭେ ପରମେଶ୍ୱର ଦେଉଥିବା ଜିନିଷ ବିଷୟରେ ଜାଣି ନାହଁ। ତୁମ୍ଭକୁ ଜଳ ମାଗୁଥିବା ବ୍ୟକ୍ତି, ଅର୍ଥାତ ମୁଁ କିଏ ତାହା ମଧ୍ୟ ତୁମ୍ଭେ ଜାଣି ନାହଁ। ତୁମ୍ଭେ ଯଦି ଏସବୁ କଥା ଜାଣିଥା’ନ୍ତ ତେବେ ତୁମ୍ଭେ ମୋତେ ମାଗନ୍ତ ଓ ମୁଁ ତୁମ୍ଭକୁ ଜୀବନ୍ତ ଜଳ ଦିଅନ୍ତି।”
11 ସେହି ସ୍ତ୍ରୀଲୋକଟି କହିଲା, “ମହାଶୟ, ଆପଣ କେଉଁଠାରୁ ସେହି ଜୀବନ୍ତ ଜଳ ପାଇବେ? କୂଅତ ଅତି ଗଭୀର ଓ ପାଣି କାଢ଼ିବା ପାଇଁ ଆପଣଙ୍କ ପାଖରେ କିଛି ନାହିଁ। 12 ଆପଣ କ’ଣ ଆମ ପୂର୍ବପୁରୁଷ ଯାକୁବଙ୍କଠାରୁ ଶ୍ରେଷ୍ଠ? ଯାକୁବ ହିଁ ଆମ୍ଭକୁ ଏହି କୂଅ ଦେଇଥିଲେ। ସେ ନିଜେ ଏହି କୂଅରୁ ଜଳ ପିଉଥିଲେ, ତାହାଙ୍କର ପୁତ୍ରମାନେ ଓ ସବୁ ପଶୁମାନେ ମଧ୍ୟ ଏହି କୂଅରୁ ଜଳ ପିଉଥିଲେ।”
13 ଯୀଶୁ ଉତ୍ତର ଦେଲେ, “ପ୍ରତ୍ୟେକ ଲୋକ ଏହି ଜଳ ପାନ କରିବା ପରେ ପୁଣି ତୃଷାର୍ତ୍ତ ହେବ। 14 କିନ୍ତୁ ମୁଁ ଯେଉଁ ଜଳ ପିଇବାକୁ ଦେବି, ତାହା ଯେଉଁ ଲୋକ ପିଇବ ସେ କଦାପି ତୃଷାର୍ତ୍ତ ହେବ ନାହିଁ। ମୁଁ ତାହାଙ୍କୁ ଯେଉଁ ଜଳ ଦେବି, ତାହା ଅନନ୍ତ ଜୀବନ ଜଳର ଝର ସ୍ୱରୁପେ ସର୍ବଦା ପ୍ରବାହିତ ହେବ।”
15 ସେ ସ୍ତ୍ରୀଲୋକଟି ଯୀଶୁଙ୍କୁ କହିଲା, “ମହାଶୟ, ମୋତେ ସେହି ଜଳ ଦିଅନ୍ତୁ। ମୁଁ ଆଉ ଯେପରି ଆଉ କେବେ ତୃଷାର୍ତ୍ତ ହେବି ନାହିଁ। ମୋତେ ଏଠାକୁ ଆଉ କେବେ ଜଳ ନେବା ପାଇଁ ଆସିବାକୁ ପଡ଼ିବ ନାହିଁ।”
16 ଯୀଶୁ ତାକୁ କହିଲେ, “ଯାଅ, ତୁମ୍ଭ ସ୍ୱାମୀଙ୍କୁ ଡାକି ଏଠାକୁ ଆସ।”
17 ସ୍ତ୍ରୀଲୋକଟି କହିଲା, “କିନ୍ତୁ ମୋର ସ୍ୱାମୀ ନାହିଁ।”
ଯୀଶୁ କହିଲେ, “ଠିକ୍ କଥା କହିଛ ତୁମ୍ଭର ସ୍ୱାମୀ ନାହିଁ। 18 ପ୍ରକୃତରେ ତୁମ୍ଭର ପାଞ୍ଚ ଜଣ ସ୍ୱାମୀ ଥିଲେ। ତୁମ୍ଭେ ବର୍ତ୍ତମାନ ଯେଉଁ ଲୋକ ସହିତ ରହିଛ, ସେ ତୁମ୍ଭର ସ୍ୱାମୀ ନୁହେଁ। ତୁମ୍ଭେ ମୋତେ ସତ୍ୟ କହିଲ।”
19 ସ୍ତ୍ରୀଲୋକଟି କହିଲା, “ମହାଶୟ, ମୁଁ ଜାଣିପାରୁଛି, ଆପଣ ଜଣେ ଭବିଷ୍ୟଦ୍ବକ୍ତା। 20 ଆମ୍ଭର ପିତୃପୁରୁଷମାନେ ଏହି ପର୍ବତରେ ଉପାସନା କରୁଥିଲେ। କିନ୍ତୁ ଯିହୂଦୀମାନେ କୁହନ୍ତି ଯେ ଯିରୁଶାଲମ ହେଉଛି ଉପାସନା କରିବା ନିମନ୍ତେ ଯଥାର୍ଥ ସ୍ଥାନ।”
21 ଯୀଶୁ ତାହାକୁ କହିଲେ, “ହେ ନାରୀ, ମୋତେ ବିଶ୍ୱାସ କର। ଏପରି ସମୟ ଆସୁଛି ଯେତେବେଳେ ତୁମ୍ଭେମାନେ ପରମପିତାଙ୍କର ଉପାସନା ଏ ପର୍ବତରେ କି ଯିରୁଶାଲମରେ କରିବ ନାହିଁ। 22 ତୁମ୍ଭେ ଶମିରୋଣୀୟମାନେ କିଛି ନ ଜାଣି ନ ବୁଝି ଉପାସନା କର। କିନ୍ତୁ ଆମ୍ଭେ ଯିହୂଦୀମାନେ କାହାକୁ ଉପାସନା କରୁ, ସବୁ ଜାଣୁ। ଯିହୂଦୀମାନଙ୍କଠାରୁ ପରିତ୍ରାଣ ଏ ଜଗତକୁ ଆସେ। 23 ଏପରି ସମୟ ଆସୁଛି, ଯେତେବେଳେ ପ୍ରକୃତ ଉପାସକମାନେ ପରମପିତାଙ୍କୁ ଆତ୍ମା ଓ ସତ୍ୟରେ ଉପାସନା କରିବେ। ସେହି ସମୟ ବର୍ତ୍ତମାନ ଉପସ୍ଥିତ। ସେହିଭଳି ଲୋକମାନଙ୍କୁ, ପରମପିତା ନିଜର ଉପାସକ ରୂପେ ଗ୍ରହଣ କରିବାକୁ ଗ୍ଭହାନ୍ତି। 24 ପରମେଶ୍ୱର ହିଁ ଆତ୍ମା। ତେଣୁ ପରମେଶ୍ୱରଙ୍କ ଉପାସନା କରୁଥିବା ଲୋକମାନେ ଆତ୍ମା ଓ ସତ୍ୟ ସହିତ ତାହାଙ୍କର ଉପାସନା କରିବା ଉଚିତ୍।”
25 ସେହି ସ୍ତ୍ରୀଲୋକଟି କହିଲା, “ମୁଁ ଜାଣେ ଯେ ମଶୀହ ଆସୁଛନ୍ତି।” “ଯେତେବେଳେ ମଶୀହ ଆସିବେ, ସେତେବେଳେ ସେ ଆମ୍ଭମାନଙ୍କୁ ସବୁ କଥା ବୁଝାଇ ଦେବେ।”
26 ଯୀଶୁ ତାହାକୁ କହିଲେ, “ଯେଉଁ ଲୋକ ବର୍ତ୍ତମାନ ତୁମ୍ଭ ସହିତ କଥାବାର୍ତ୍ତା କରୁଛି। ସେ ନିଜେ ମଶୀହ ଅଟେ।”
27 ସେହି ସମୟରେ ଯୀଶୁଙ୍କର ଶିଷ୍ୟମାନେ ନଗରରୁ ଫେରିଲେ। ସେମାନେ ଯୀଶୁଙ୍କୁ ଗୋଟିଏ ସ୍ତ୍ରୀଲୋକ ସହିତ କଥା ହେବା ଦେଖି ଆଶ୍ଚର୍ଯ୍ୟ ହୋଇଗଲେ। କିନ୍ତୁ କେହି ତାହାଙ୍କୁ ଏପରି କିଛି ପ୍ରଶ୍ନ ପଗ୍ଭରିଲେ ନାହିଁ, “ତୁମ୍ଭେ କ’ଣ ଗ୍ଭହଁ?” କିମ୍ବା “ତୁମ୍ଭେ କାହିଁକି ତା’ ସହିତ କଥାବାର୍ତ୍ତା ହେଉଛ?”
28 ତା’ପରେ ସେ ସ୍ତ୍ରୀଲୋକ ତା କଳସୀ ପାଣି ଛାଡ଼ି ନଗରକୁ ଗ୍ଭଲିଗଲା। ସେଠାରେ ପହଞ୍ଚି ସେ ଲୋକମାନଙ୍କୁ କହିଲା, 29 “ମୁଁ ଯାହାକିଛି କରିଛି, ପ୍ରତ୍ୟେକ କଥା ମୋତେ ଜଣେ ଲୋକ କହିଦେଲେ। ତୁମ୍ଭେ ସେହି ଲୋକକୁ ଦେଖିବ ଆସ। ସେ ବୋଧେ ଖ୍ରୀଷ୍ଟ ହୋଇ ପାରନ୍ତି।” 30 ତେଣୁ ଲୋକମାନେ ନଗର ଛାଡ଼ି ଯୀଶୁଙ୍କୁ ଦେଖିବାକୁ ଗଲେ।
31 ସ୍ତ୍ରୀଲୋକଟି ନଗରରେ ଥିବା ସମୟରେ, ଯୀଶୁଙ୍କ ଶିଷ୍ୟମାନେ ତାହାଙ୍କୁ ଅନୁରୋଧ କଲେ, “ଗୁରୁ କିଛି ଭୋଜନ କରନ୍ତୁ।”
32 କିନ୍ତୁ ଯୀଶୁ ଉତ୍ତର ଦେଲେ, “ମୋ’ ପାଖରେ ଏପରି ଖାଦ୍ୟ ଅଛି, ଯାହା ବିଷୟରେ ତୁମ୍ଭେମାନେ ଜାଣ ନାହିଁ।”
33 ତେଣୁ ଶିଷ୍ୟମାନେ ନିଜ ନିଜ ମଧ୍ୟରେ କଥାବାର୍ତ୍ତା ହେଲେ, “ତାହାଙ୍କ ଲାଗି କିଏ ଖାଦ୍ୟ ଆଣିଲା କି?”
34 ଯୀଶୁ କହିଲେ, “ଯେଉଁ ପରମେଶ୍ୱର ମୋତେ ପଠାଇଛନ୍ତି, ତାହାଙ୍କର ଇଚ୍ଛା ପାଳନ କରିବା ଓ ତାହାଙ୍କର କାର୍ଯ୍ୟ ପୂର୍ଣ୍ଣ କରିବା ହେଉଛି ମୋର ଆହାର। 35 ତୁମ୍ଭେମାନେ ଯେତେବେଳେ କିଛି ରୋପଣ କର ସେତେବେଳେ ତୁମ୍ଭେ ସର୍ବଦା କୁହ, ‘ଶସ୍ୟ କଟା ହେବା ପାଇଁ ଆହୁରି ଗ୍ଭରି ମାସ ବାକି ଅଛି।’ କିନ୍ତୁ ମୁଁ ତୁମ୍ଭକୁ କହୁଛି, ତୁମ୍ଭମାନଙ୍କର ଆଖି ଖୋଲ। ଲୋକମାନଙ୍କୁ ଦେଖ। ସେମାନେ ଅମଳ ପାଇଁ ପ୍ରସ୍ତୁତ କ୍ଷେତ୍ରତୁଲ୍ୟ ଅଟନ୍ତି। 36 ବର୍ତ୍ତମାନ ମଧ୍ୟ ଯେଉଁ ଲୋକ ଶସ୍ୟ କାଟେ ତାକୁ ମଜୁରି ଦିଆ ଯାଉଛି। ସେ ଅନନ୍ତ ଜୀବନ ପାଇଁ ଶସ୍ୟ ସଂଗ୍ରହ କରୁଛି। ତେଣୁ ବୁଣାଳି ଓ କଟାଳୀ ଉଭୟ ମିଳି ଆନନ୍ଦିତ କରିବେ। 37 କଥାରେ ଅଛି, ‘ଜଣେ ଲୋକ ବୁଣେ ଏବଂ ଅନ୍ୟ ଜଣେ ଫସଲ କାଟେ’, ଏହି ଉକ୍ତିଟି ସତ୍ୟ। 38 ତୁମ୍ଭେ ଯାହା ବୁଣି ନ ଥିଲ ତାହା କାଟିବା ପାଇଁ ମୁଁ ତୁମ୍ଭକୁ ପଠାଇଥିଲି ଅନ୍ୟ ଲୋକମାନେ କାମ କଲେ, ଆଉ ତୁମ୍ଭେମାନେ ସେମାନଙ୍କ କାମରୁ ଲାଭ ପାଇଲ।”
39 ସେ ସହରର ଶମିରୋଣୀୟମାନଙ୍କ ଭିତରୁ ଅନେକ ଯୀଶୁଙ୍କୁ ବିଶ୍ୱାସ କଲେ। ସେ ସ୍ତ୍ରୀଲୋକ ଯୀଶୁଙ୍କ ବିଷୟରେ ଯାହା କହିଥିଲା ସେଥିପାଇଁ ସେମାନେ ବିଶ୍ୱାସ କଲେ। ସେ ସେମାନଙ୍କୁ କହିଲା, “ଯୀଶୁ ମୋତେ ମୁଁ କରିଥିବା ପ୍ରତ୍ୟେକ ଘଟଣାମାନ କହିଲେ।” 40 ଶମିରୋଣୀୟମାନେ ଯୀଶୁଙ୍କ ପାଖକୁ ଗଲେ। ସେମାନେ ତାହାଙ୍କୁ ସେମାନଙ୍କ ସହିତ କିଛି ଦିନ ରହିବା ପାଇଁ ଅନୁରୋଧ କଲେ। ତେଣୁ ଯୀଶୁ ସେଠାରେ ଦୁଇ ଦିନ ରହିଲେ। 41 ଯୀଶୁଙ୍କଠାରୁ ବାଣୀ ଶୁଣି ବହୁତ ଲୋକ ତାହାଙ୍କଠାରେ ବିଶ୍ୱାସ କଲେ।
42 ଲୋକମାନେ ସେ ସ୍ତ୍ରୀକୁ କହିଲେ, “ପ୍ରଥମେ ଆମ୍ଭେ ତୁମ୍ଭ କଥା ଶୁଣି ଯୀଶୁଙ୍କୁ ବିଶ୍ୱାସ କରିଥିଲୁ କିନ୍ତୁ ବର୍ତ୍ତମାନ ଆମ୍ଭେ ନିଜେ ତାହାଙ୍କ କଥା ଶୁଣି ବିଶ୍ୱାସ କରୁଛୁ। ଆମ୍ଭେ ବର୍ତ୍ତମାନ ଜାଣୁଛୁ ଯେ ସେ ହେଉଛନ୍ତି ପ୍ରକୃତରେ ଜଗତର ତ୍ରାଣକର୍ତ୍ତା।”
ଜଣେ ରାଜକର୍ମଗ୍ଭରୀଙ୍କ ପୁତ୍ରକୁ ଯୀଶୁ ସୁସ୍ଥ କଲେ(A)
43 ସେଠାରେ ଦୁଇ ଦିନ ରହିବା ପରେ ଯୀଶୁ ଗାଲିଲୀକୁ ଯାତ୍ରା କଲେ। 44 ଯୀଶୁ ପୂର୍ବରୁ କହିଥିଲେ ଯେ ଜଣେ ଭାବବାଦୀ ନିଜ ଦେଶରେ ସମ୍ମାନ ପାଏନାହିଁ। 45 ପୁଣି ଯୀଶୁ ଯେତେବେଳେ ଗାଲିଲୀରେ ପହଞ୍ଚିଲେ, ସେଠାରେ ଲୋକେ ତାହାଙ୍କୁ ସ୍ୱାଗତ କଲେ। ପୂର୍ବରୁ ଯିରୁଶାଲମରେ ନିସ୍ତାରପର୍ବ ବେଳେ ସେମାନେ ତାହାଙ୍କର କାର୍ଯ୍ୟ ସବୁ ଦେଖିଥିଲେ। ସେହି ଲୋକମାନେ ପର୍ବ ସମୟରେ ମଧ୍ୟ ଉପସ୍ଥିତ ଥିଲେ।
46 ଯୀଶୁ ଗାଲୀଲର କାନ୍ନା ନଗରକୁ ପୁଣି ଥରେ ଗଲେ। କାନ୍ନାରେ ସେ ଜଳକୁ ଦ୍ରାକ୍ଷାରସରେ ପରିଣତ କରିଥିଲେ। ରାଜାଙ୍କର ଜଣେ ମୁଖ୍ୟକର୍ମଗ୍ଭରୀ କଫର୍ନାହୂମ ନଗରରେ ବାସ କରୁଥିଲେ। ଏହି ବ୍ୟକ୍ତିଙ୍କର ପୁତ୍ର ଅସୁସ୍ଥ ଥିଲା। 47 ସେହି ବ୍ୟକ୍ତି ଶୁଣିଲେ ଯେ ଯୀଶୁ ଯିହୂଦା ପ୍ରଦେଶରୁ ଆସିଛନ୍ତି ଓ ବର୍ତ୍ତମାନ ଗାଲିଲୀରେ ଅଛନ୍ତି, ତେଣୁ ସେ ବ୍ୟକ୍ତି କାନ୍ନାରେ ଯୀଶୁଙ୍କୁ ଦେଖାକଲେ। କଫର୍ନାହୂମକୁ ଆସି ତାହାଙ୍କର ପୁତ୍ରକୁ ସୁସ୍ଥ କରିବା ପାଇଁ ସେ ଯୀଶୁଙ୍କୁ ନିବେଦନ କଲେ। ତାହାଙ୍କର ପୁତ୍ର ମୃତ ପ୍ରାୟ ହେଇଥିଲା। 48 ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେମାନେ ଅଲୌକିକ ଓ ଆଶ୍ଚର୍ଯ୍ୟଜନକ କାର୍ଯ୍ୟମାନ ନ ଦେଖିଲେ ତୁମ୍ଭେମାନେ ମୋତେ ବିଶ୍ୱାସ କରିବ ନାହିଁ।”
49 ରାଜକର୍ମଗ୍ଭରୀଜଣକ କହିଲେ, “ମହାଶୟ, ମୋ’ ପୁତ୍ର ମରିବା ପୂର୍ବରୁ ଆପଣ ମୋ’ ଘରକୁ ଆସନ୍ତୁ।”
50 ଯୀଶୁ ଉତ୍ତର ଦେଲେ, “ଯାଅ, ତୁମ୍ଭର ପୁଅ ବଞ୍ଚିବ।”
ଯୀଶୁଙ୍କ କଥା ସେ ବ୍ୟକ୍ତିଟି ଶୁଣି ବିଶ୍ୱାସ କଲେ ଓ ଘରକୁ ଗ୍ଭଲିଗଲେ। 51 ଘରକୁ ଯିବା ବାଟରେ ତାହାଙ୍କର କେତେଜଣ ଗ୍ଭକର ଆସି ତାହାଙ୍କୁ ଭେଟିଲେ। ସେମାନେ ତାହାଙ୍କୁ କହିଲେ, “ତୁମ୍ଭର ପୁଅ ସୁସ୍ଥ ହେଲାଣି।”
52 “ପିଲାର ଅବସ୍ଥା କେଉଁ ସମୟଠାରୁ ଭଲ ଆଡ଼କୁ ଗତି କଲା? ସେ ପଗ୍ଭରିଲେ।
ଗ୍ଭକରମାନେ କହିଲେ, “ଗତକାଲି ପ୍ରାୟ ଗୋଟାଏ ବେଳୁ ତା’ର ଜ୍ୱର ଛାଡ଼ିଗଲା।”
53 “ତୁମ୍ଭର ପୁଅ ବଞ୍ଚିବ,” ବୋଲି ଯୀଶୁ ଠିକ୍ ସେହି ସମୟରେ କହିଥିଲେ, ଏହା ପିଲାର ବାପା ଜାଣିଲେ। ତେଣୁ ସେହି ରାଜକର୍ମଗ୍ଭରୀ ଓ ତାହାଙ୍କର ସମସ୍ତ ପରିବାରବର୍ଗ ଯୀଶୁଙ୍କଠାରେ ବିଶ୍ୱାସ କଲେ।
54 ଯିହୂଦା ପ୍ରଦେଶରୁ ଗାଲିଲୀକୁ ଆସିବା ପରେ ଯୀଶୁଙ୍କର ଏହା ଦ୍ୱିତୀୟ ଆଶ୍ଚର୍ଯ୍ୟକାର୍ଯ୍ୟ ଥିଲା।
ଉପକ୍ରମ
1 ଏହି ହିତୋପଦେଶଗୁଡ଼ିକ ହେଉଛି, ଦାଉଦଙ୍କର ପୁତ୍ର ଶଲୋମନଙ୍କର। ଶଲୋମନ ଇସ୍ରାଏଲର ରାଜା ଥିଲେ। 2 ଏହି ହିତୋପଦେଶ ଲୋକମାନଙ୍କୁ ବୁଦ୍ଧିମାନ କରିବ। ଏବଂ ସେମାନେ ଜାଣି ପାରିବେ କେଉଁ କାର୍ଯ୍ୟଟି ଠିକ୍। ଜ୍ଞାନ ଓ ଉପଦେଶ ବୁଝିବାକୁ ଏହି ବାକ୍ୟମାନ ସାହାଯ୍ୟ କରିବ। 3 ଏହି ଉପଦେଶ ଲୋକମାନଙ୍କର ନିର୍ଦ୍ଦେଶ ଠିକ୍ ବାଟରେ କରିବ। ଏହା ଦ୍ୱାରା ଲୋକମାନେ ସଚ୍ଚୋଟତା, ସାଧୁତା ଓ ନ୍ୟାୟ ଶିକ୍ଷା କରିବେ। 4 ଏହି ଉପଦେଶଗୁଡ଼ିକ ସେହି ଲୋକମାନଙ୍କୁ ଶିକ୍ଷା ଦେଇ ପାରିବ, ଯେଉଁମାନେ କି ଜ୍ଞାନ ଆହରଣ କରିବାକୁ ଗ୍ଭହାନ୍ତି। ଏହି ଉପଦେଶଗୁଡ଼ିକ ଯୁବା ଲୋକମାନଙ୍କୁ ଜ୍ଞାନ ଓ ଏହାକୁ କିପରି ବ୍ୟବହାର କରିବାକୁ ହୁଏ ସେମାନଙ୍କୁ ଶିକ୍ଷା ଦିଏ। 5 ଏପରିକି ବୁଦ୍ଧିମାନ ଲୋକମାନେ ଏହି ବାକ୍ୟଗୁଡ଼ିକ ଶୁଣିବା ଉଚିତ୍। ଏଥିରୁ ସେମାନେ ବହୁଜ୍ଞାନ ଲାଭ କରିବେ। ଶିକ୍ଷିତ ଲୋକମାନେ ଏପରିକି ଅଧିକ ବୁଝାମଣା ଶକ୍ତି ପାଇବେ। 6 ଯେଉଁ ଲୋକମାନେ, ଯିଏ କି ଏହି ହିତୋପଦେଶ ଶୁଣନ୍ତି, ଜ୍ଞାନୀଲୋକ କହି ଯାଇଥିବା କଥା ବୁଝିବାରେ ସକ୍ଷମ ହେବେ ଏବଂ ଗୁପ୍ତ ରହିଥିବା ଗଳ୍ପର ଅର୍ଥ ମଧ୍ୟ ବୁଝିପାରିବେ। ସେମାନେ ଜ୍ଞାନୀମାନଙ୍କର କହିଥିବା ହିତଜନକ ପରାମର୍ଶ ବୁଝିପାରିବେ।
7 ପ୍ରଥମେ ସଦାପ୍ରଭୁଙ୍କୁ ସମ୍ମାନ କରିବା ଏବଂ ସଦାପ୍ରଭୁଙ୍କ ବାକ୍ୟ ମାନି ଚଳିବା ଜଣେ ବ୍ୟକ୍ତି ଏହା ଶିକ୍ଷା କରିବା ଉଚିତ୍। ଏଥିରେ ତୁମ୍ଭର ବାସ୍ତବ ଜ୍ଞାନ ବୃଦ୍ଧି ଘଟିବ। କିନ୍ତୁ ନିର୍ବୋଧଲୋକମାନେ ଜ୍ଞାନ ଓ ଉପଦେଶକୁ ତୁଚ୍ଛ କରନ୍ତି।
ଶଲୋମନ ତାଙ୍କ ପୁତ୍ରଙ୍କୁ ଉପଦେଶ ଦେଲେ
8 ହେ ମୋର ପୁତ୍ର, ତୁମ୍ଭର ପିତାଙ୍କର ଉପଦେଶ ଶୁଣ, ଯେତେବେଳେ ସେ ତୁମ୍ଭକୁ ଶୃଙ୍ଖଳିତ କରନ୍ତି ଏବଂ ତୁମ୍ଭ ମାତାଙ୍କର ଉପଦେଶ ପରିତ୍ୟାଗ କର ନାହିଁ। 9 ତୁମ୍ଭର ପିତା ଓ ମାତା, ଯାହାକିଛି ଶିକ୍ଷା ଦିଅନ୍ତି, ସେହି ବାକ୍ୟଗୁଡ଼ିକ ତୁମ୍ଭର ପାଇଁ ଆଶୀର୍ବାଦ ଫୁଲମାଳ ପରି ଅଟେ ଏବଂ ତୁମ୍ଭର ଗଳା ପାଇଁ ହାର ଅଟେ।
10 ହେ ମୋର ପୁତ୍ର, ପାପୀମାନେ ପାପକର୍ମ କରିବାକୁ ଭଲ ପାଆନ୍ତି ଏବଂ ସେହିପରି ଲୋକମାନେ ତୁମ୍ଭକୁ କୁକାର୍ଯ୍ୟ କରାଇବାକୁ ପ୍ରବର୍ତ୍ତାଇବେ। ସେମାନଙ୍କୁ ତୁମ୍ଭର ସମ୍ମତି ଦିଅ ନାହିଁ। 11 ସେହି ଲୋକମାନେ ତୁମ୍ଭକୁ କହିପାରନ୍ତି, “ଆମ୍ଭମାନଙ୍କ ସହିତ ଆସ, ଆମ୍ଭେମାନେ ରକ୍ତପାତ କରିବାକୁ ଗ୍ଭହିଁ ବସୁ। ନିର୍ଦ୍ଦୋଷମାନଙ୍କୁ ବିନା କାରଣରେ ଧରିବାକୁ ଗୁପ୍ତରେ ଲୁଚି ରହୁ। 12 ଆମ୍ଭେମାନେ ସେମାନଙ୍କୁ ହତ୍ୟା କରିବା। ଆମ୍ଭେମାନେ ସେମାନଙ୍କୁ ମୃତ୍ୟୁର ସ୍ଥାନକୁ ପଠାଇବା। ଆମ୍ଭେମାନେ ସେମାନଙ୍କୁ ବିନାଶ କରି କବରକୁ ପଠାଇବା। 13 ଆମ୍ଭେମାନେ ତହିଁରୁ ସବୁପ୍ରକାର ବହୁମୂଲ୍ୟ ଧନ ପାଇବା। ଲୁଟିତ ଦ୍ରବ୍ୟରେ ଆମ୍ଭମାନଙ୍କର ଗୃହକୁ ପରିପୂର୍ଣ୍ଣ କରିବା। 14 ତେଣୁ ଆସ ଆମ୍ଭମାନଙ୍କ ସହିତ ଯୋଗ ଦିଅ, ଏବଂ ଆମ୍ଭେ ସମସ୍ତେ ଯାହା ପାଇବା ତାହା ବାଣ୍ଟ କରିବା।”
15 ହେ ମୋର ପୁତ୍ର, ଏପରି ଲୋକମାନଙ୍କୁ ଅନୁସରଣ କର ନାହିଁ। ଏପରି ପଥରେ ତୁମ୍ଭେ ପାଦ ଦିଅ ନାହିଁ। 16 ସେହି ପାପୀ ଲୋକମାନେ ସର୍ବଦା ପାପ କରିବାକୁ ପ୍ରସ୍ତୁତ ଥା’ନ୍ତି। ସେମାନେ ସର୍ବଦା ଲୋକମାନଙ୍କୁ ହତ୍ୟା କରିବାକୁ ଗ୍ଭହାନ୍ତି।
17 ପକ୍ଷୀମାନଙ୍କୁ ଧରିବା ପାଇଁ ଲୋକମାନେ ଜାଲ ବିଛାଇ ଥା’ନ୍ତି। କିନ୍ତୁ କୌଣସି ପକ୍ଷୀ ଆଗରେ ଜାଲ ବିଛାଇବା ବ୍ୟର୍ଥ ଅଟେ। 18 ତେଣୁ ଏହି ଲୋକମାନେ ଗୁପ୍ତରେ ଛକି ବସନ୍ତି ଅନ୍ୟମାନଙ୍କୁ ହତ୍ୟା କରିବା ପାଇଁ। କିନ୍ତୁ ବାସ୍ତବରେ ସେମାନେ ନିଜ ନିଜର ପ୍ରାଣକୁ ଧରିବା ପାଇଁ ଜାଲ ବିଛାଇଥା’ନ୍ତି। 19 ସମସ୍ତ ଧନ ଲୋଭୀର ଗତି ଏହିପରି। ତାହା ଧନର ଅଧିକାରୀମାନଙ୍କର ପ୍ରାଣ ନାଶ କରେ।
ଜଣେ ଉତ୍ତମ ସ୍ତ୍ରୀର ଜ୍ଞାନ
20 ଶୁଣ! ଜ୍ଞାନ ରାସ୍ତାଗୁଡ଼ିକ ଉପରେ ଉଚ୍ଚ ସ୍ୱରରେ ଡାକେ। ସର୍ବସାଧାରଣ ଛକଗୁଡ଼ିକରେ ତା’ର ସ୍ୱର ଶୁଣାଏ। 21 ସେ ଲୋକମାନଙ୍କର ପ୍ରଧାନ ସ୍ଥାନରେ ଡାକଇ। ନଗର ଦ୍ୱାରର ପ୍ରବେଶ ସ୍ଥାନରେ, ନଗର ମଧ୍ୟରେ ଆପଣାର ବାକ୍ୟ ଉଚ୍ଚାରଣ କରି କହେ।
22 “ହେ ନିର୍ବୋଧଗଣ। କେତେକାଳ ପର୍ଯ୍ୟନ୍ତ ତୁମ୍ଭେ ନିରର୍ଥକ କାର୍ଯ୍ୟ କରିବାକୁ ଭଲ ପାଇବ? କେତେକାଳ ପର୍ଯ୍ୟନ୍ତ ନିନ୍ଦୁକ ଜ୍ଞାନକୁ ପରିହାସ କରିବ? ହେ ମୂର୍ଖମାନେ ଆଉ କେତେକାଳ ବିଦ୍ୟାକୁ ଘୃଣା କରିବ? 23 ମୋର ବାକ୍ୟକୁ ସାବଧାନର ସହିତ ଶୁଣ। ମୁଁ ତୁମ୍ଭମାନଙ୍କୁ ଜାଣିଥିବା କଥାସବୁ କହିବି। ମୁଁ ଆପଣା ବାକ୍ୟସବୁ ତୁମ୍ଭମାନଙ୍କୁ ଜଣାଇବି।
24 “କିନ୍ତୁ ତୁମ୍ଭେମାନେ ମୋର ଶିକ୍ଷା ଶୁଣିବାକୁ ନାସ୍ତି କଲ। ମୁଁ ତୁମ୍ଭକୁ ସାହାଯ୍ୟ କରିବାକୁ ଚେଷ୍ଟା କଲି। ମୁଁ ହାତ ବଢ଼ାଇଲି କିନ୍ତୁ ତୁମ୍ଭେମାନେ ମୋର ସାହାଯ୍ୟ ଗ୍ରହଣ କରିବାକୁ ମନାକଲ। 25 ତୁମ୍ଭେମାନେ ମୋର ସମସ୍ତ ବାକ୍ୟକୁ ହେୟ ଜ୍ଞାନ କଲ। ମୋର କୌଣସି ଅନୁଯୋଗକୁ ଗ୍ଭହିଁଲ ନାହିଁ। 26 ତେଣୁ ମୁଁ ତୁମ୍ଭମାନଙ୍କର ବିପଦ ବେଳେ ହସିବି। ତୁମ୍ଭମାନଙ୍କର ଅସୁବିଧା ସମୟରେ ମୁଁ ପରିହାସ କରିବି। 27 ପ୍ରଚଣ୍ଡ ଝଡ଼ପରି ତୁମ୍ଭମାନଙ୍କର ଧ୍ୱଂସ ଆସିବ। ଏହା ତୁମ୍ଭକୁ ଆଘାତ କରିବ ଏବଂ ଘୂର୍ଣ୍ଣିବାୟୁ ପରି ତୁମ୍ଭକୁ ପୋଡ଼ି ପକାଇବ। ତୁମ୍ଭମାନଙ୍କର ଅସୁବିଧା ଓ ଦୁଃଖ ତୁମ୍ଭମାନଙ୍କର ବୋଝ ହେବ।
28 “ଯେତେବେଳେ ଏହିସବୁ ଘଟିବ, ତୁମ୍ଭେମାନେ ମୋର ସାହାଯ୍ୟ ଲୋଡ଼ିବ। କିନ୍ତୁ ମୁଁ ତୁମ୍ଭକୁ ସାହାଯ୍ୟ କରିବି ନାହିଁ। ତୁମ୍ଭେମାନେ ମୋତେ ଖୋଜିବ। କିନ୍ତୁ ତୁମ୍ଭେମାନେ ମୋତେ ପାଇବ ନାହିଁ। 29 ମୁଁ ତୁମ୍ଭମାନଙ୍କୁ ସାହାଯ୍ୟ କରିବି ନାହିଁ, କାରଣ ତୁମ୍ଭେମାନେ ମୋର ଜ୍ଞାନ ଗ୍ରହଣ କଲ ନାହିଁ, ତୁମ୍ଭେମାନେ ଏହା ଘୃଣାକର। ସଦାପ୍ରଭୁଙ୍କୁ ସମ୍ମାନ ଦେବା ପାଇଁ ତୁମ୍ଭେମାନେ ନାସ୍ତି କଲ। 30 ତୁମ୍ଭେମାନେ ତୁମ୍ଭର ନିଜ ଇଚ୍ଛାରେ ବାସ କଲ, ତୁମ୍ଭେ ତୁମ୍ଭର ନିଜର ମନ୍ଦବ୍ୟବସ୍ଥାଗୁଡ଼ିକ ଅନୁସରଣ କଲ। ତେଣୁ ବର୍ତ୍ତମାନ ତୁମ୍ଭେ ନିଜ କର୍ମର ଫଳ ନିଶ୍ଚୟ ଗ୍ରହଣ କରିବ। 31 ନିର୍ବୋଧଲୋକମାନେ ନିର୍ବୋଧ ଜୀବନଶୈଳିରେ ପରିଗ୍ଭଳିତ ହୁଅନ୍ତି, ଯାହା ସେମାନଙ୍କୁ ବିନାଶ କରିବ। ନିର୍ବୋଧମାନେ କୁକର୍ମର ପ୍ରତିଫଳ ନିମନ୍ତେ ସେମାନେ ଧ୍ୱଂସ ପାଇବେ।
32 “କିନ୍ତୁ ଯେକେହି ମୋର କଥା ଶୁଣିବ, ସେ ସୁରକ୍ଷାରେ ପ୍ରବେଶ କରିବ। ତାହାର କେବେହେଲେ କୌଣସି ଦୁର୍ଭାଗ୍ୟ ନ ଥିବ। 33 ମାତ୍ର ଯେଉଁ ଲୋକ ମୋର ବାକ୍ୟ ମାନି ଚଳେ। ସେ ନିରାପଦରେ ବାସ କରିବ, ତା’ର ଅମଙ୍ଗଳ ହେବ ନାହିଁ।”
ଶେଷ ସତର୍କବାଣୀ ଓ ଶୁଭେଚ୍ଛା
13 ମୁଁ ତୁମ୍ଭମାନଙ୍କ ପାଖକୁ ତୃତୀୟ ଥର ଆସୁଛି। ମନେରଖ: “ପ୍ରତ୍ୟେକ ଅଭିଯୋଗ ପାଇଁ ଦୁଇ ବା ତିନି ଜଣ ସାକ୍ଷୀ ଦେବା ଦରକାର ଯେ ସେମାନେ ତାହାର ସତ୍ୟତା ବିଷୟରେ ଜାଣିଛନ୍ତି।” [a] 2 ମୁଁ ଯେତେବେଳେ ତୁମ୍ଭମାନଙ୍କ ସହିତ ଦ୍ୱିତୀୟ ଥର ପାଇଁ ଯାଇଥିଲି, ମୁଁ ପାପୀମାନଙ୍କୁ ସତର୍କ କରି ଦେଇଥିଲି। ମୁଁ ଏବେ ତୁମ୍ଭମାନଙ୍କଠାରୁ ଦୂରରେ ଅଛି ଓ ଅନ୍ୟ ପାପୀ ଲୋକମାନଙ୍କୁ ସତର୍କ କରି ଦେଉଛି ଯେ ଯେତେବେଳେ ମୁଁ ତୁମ୍ଭମାନଙ୍କ ପାଖକୁ ଯିବି, ତୁମ୍ଭମାନଙ୍କ ପାପ ପାଇଁ ଦଣ୍ଡ ଦେବି। 3 ମୋ’ ଦ୍ୱାରା ଖ୍ରୀଷ୍ଟ କହୁଛନ୍ତି କି ନାହିଁ, ଏଥିର ତୁମ୍ଭେମାନେ ପ୍ରମାଣ ଗ୍ଭହୁଁଛ। ମୋର ପ୍ରମାଣ ଏହି ଯେ, ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଦଣ୍ଡ ପ୍ରଦାନ କରିବାରେ ଦୁର୍ବଳ ନୁହନ୍ତି। କିନ୍ତୁ ସେ ତୁମ୍ଭମାନଙ୍କ ମଧ୍ୟରେ ଶକ୍ତିଶାଳୀ ଅଟନ୍ତି। 4 ଏହା ସତ୍ୟ ଯେ, ଯେତେବେଳେ ଖ୍ରୀଷ୍ଟ କ୍ରୁଶ ଉପରେ ଚଢ଼ିଲେ ସେତେବେଳେ ସେ ଦୁର୍ବଳ ଥିଲେ, କିନ୍ତୁ ଏବେ ପରମେଶ୍ୱରଙ୍କ ମହାଶକ୍ତିରେ ସେ ଜୀବିତ। ଆମ୍ଭେ ମଧ୍ୟ ଖ୍ରୀଷ୍ଟଙ୍କଠାରେ ଦୁର୍ବଳ ଅଟୁ। କିନ୍ତୁ ପରମେଶ୍ୱରଙ୍କ ଶକ୍ତିରେ ଆମ୍ଭେ ଖ୍ରୀଷ୍ଟଙ୍କ ତୁଲ୍ୟ ଜୀବିତ ହୋଇ ଉଠିବା। ନିଜକୁ ତନ୍ନ ତନ୍ନ କରି ଦେଖ।
5 ତୁମ୍ଭେମାନେ ବିଶ୍ୱାସରେ ଜୀବନ କାଟୁଛ କି ନାହିଁ? ନିଜ ନିଜକୁ ପରୀକ୍ଷା କରି ଦେଖ। ତୁମ୍ଭେମାନେ ଜାଣ ଯେ ଯୀଶୁ ଖ୍ରୀଷ୍ଟ ତୁମ୍ଭମାନଙ୍କ ଭିତରେ ଅଛନ୍ତି। କିନ୍ତୁ ଯଦି ତୁମ୍ଭେମାନେ ପରୀକ୍ଷାରେ ବିଫଳ ହୁଅ, ତାହାହେଲେ ଖ୍ରୀଷ୍ଟ ତୁମ୍ଭମାନଙ୍କ ଭିତରେ ରହୁ ନାହାନ୍ତି ତାହା ଜାଣ। 6 ମୁଁ ଆଶାକରେ ଆମ୍ଭେମାନେ ପରୀକ୍ଷାରେ ବିଫଳ ହୋଇ ନାହୁଁ ବୋଲି ତୁମ୍ଭେମାନେ ଦେଖିବ। 7 ଆମ୍ଭେ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରୁ ଯେ ତୁମ୍ଭେମାନେ କିଛି ଭୁଲ୍ କାମ କରିବ ନାହିଁ। ଆମ୍ଭେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛୁ, ଏ କଥା ଲୋକମାନେ ଦେଖିବାରେ କିଛି ଲାଭ ନାହିଁ। ପରୀକ୍ଷାରେ ଆମ୍ଭେମାନେ ବିଫଳ ହୋଇଛୁ ବୋଲି ଯଦି ଲୋକଙ୍କୁ ଦେଖାଯାଏ, ତାହାହେଲେ ଯାହା ଠିକ୍ ତାହା କରିବା ଆମ୍ଭ ପକ୍ଷରେ ଅଧିକ ଗୁରୁତ୍ୱପୂର୍ଣ୍ଣ। 8 ଆମ୍ଭେ ସତ୍ୟର ବିପରୀତ କୌଣସି କାମ କରିବା ନାହିଁ। ଆମ୍ଭେ କେବଳ ସତ୍ୟ ପାଇଁ କିଛି କରି ପାରିବା। 9 ଯଦି ତୁମ୍ଭେମାନେ ବଳବାନ ଆମ୍ଭେ ଦୁର୍ବଳ ହେବାରେ ଆନନ୍ଦିତ। ଆମ୍ଭେ ପ୍ରାର୍ଥନା କରୁ ଯେ ତୁମ୍ଭେମାନେ ଅଧିକରୁ ଅଧିକ ଶକ୍ତିଶାଳୀ ହୋଇ ଯାଅ। 10 ମୁଁ ଏବେ ଏହି ଗୁଡ଼ିକ ତୁମ୍ଭମାନଙ୍କୁ ଲେଖୁଛି କାରଣ ମୁଁ ତୁମ୍ଭମାନଙ୍କ ସହିତ ନାହିଁ। ଅତଏବ ତାହା ହେଉଛି ଯେ, ଯେତେବେଳେ ମୁଁ ଆସେ, ସେତେବେଳେ ଦଣ୍ଡ ଦେବା ପାଇଁ ମୋତେ ମୋ’ ଶକ୍ତିର ବ୍ୟବହାର କରିବାକୁ ନ ପଡ଼ୁ। ପରମେଶ୍ୱର ମୋତେ ତୁମ୍ଭମାନଙ୍କୁ ଶକ୍ତିଶାଳୀ କରି ଗଢ଼ିବା ପାଇଁ ଶକ୍ତି ପ୍ରଦାନ କରିଛନ୍ତି, ତୁମ୍ଭମାନଙ୍କୁ ନଷ୍ଟ କରିବା ପାଇଁ ନୁହେଁ।
11 ଭାଇ ଓ ଭଉଣୀମାନେ! ମୁଁ ଏବେ ବିଦାୟ ନେଉଛି। ସିଦ୍ଧ ହେବାକୁ ଚେଷ୍ଟା କର। ମୁଁ ଯେପରି କହିଛି ସେହିପରି କାମ କରୁଥାଅ। ସମସ୍ତେ ଏକ ମନରେ ଓ ଶାନ୍ତିରେ ରୁହ। କେବେ ଶାନ୍ତି ଓ ପ୍ରେମର ପରମେଶ୍ୱର ତୁମ୍ଭମାନଙ୍କ ସହିତ ରହିବେ।
12 ପବିତ୍ର ଚୁମ୍ବନ ଦ୍ୱାରା ପରସ୍ପରକୁ ସ୍ୱାଗତ ଜଣାଅ। ପରମେଶ୍ୱରଙ୍କ ସମସ୍ତ ଲୋକ ତୁମ୍ଭମାନଙ୍କୁ ଅଭିବାଦନ ଜଣାଉଛନ୍ତି।
13 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ, ପରମେଶ୍ୱରଙ୍କ ପ୍ରେମ, ଓ ପବିତ୍ରଆତ୍ମାଙ୍କ ସହାୟତା ତୁମ୍ଭ ସମସ୍ତଙ୍କର ସହବର୍ତ୍ତୀ ହେଉ।
2010 by World Bible Translation Center