Print Page Options
Previous Prev Day Next DayNext

M’Cheyne Bible Reading Plan

The classic M'Cheyne plan--read the Old Testament, New Testament, and Psalms or Gospels every day.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଲେବୀୟ ପୁସ୍ତକ 14

କୁଷ୍ଠରୋଗୀ ଶୁଚି ହେବାର ବିଧି

14 ସଦାପ୍ରଭୁ ମୋଶାଙ୍କୁ କହିଲେ, “କୁଷ୍ଠରୋଗୀର ଶୁଚି ହେବା ଦିନରେ ତାହାର ଏହି ବ୍ୟବସ୍ଥା,

“ସେ ଯାଜକ ନିକଟକୁ ଆସିବ ଓ ଯାଜକ ତାକୁ ଦେଖିବ। ତହୁଁ ଯାଜକ ଛାଉଣିର ବାହାରକୁ ଯିବ, ପୁଣି ଯାଜକ ଦେଖିବ ଯଦି ଘା’ ସୁସ୍ଥ ହୋଇଥାଏ। ଯଦି ଲୋକଟି ସୁସ୍ଥ ତେବେ ଯାଜକ ତାହା ପାଇଁ ଦୁଇ ଜୀଅନ୍ତା ଶୁଚି ପକ୍ଷୀ, କିଛି ଏରସ୍ କାଠ, ସିନ୍ଦୁରବର୍ଣ୍ଣ (ଲୋମ) ଓ ବନସ୍ପତିର ପତ୍ର ନେବା ପାଇଁ ଆଜ୍ଞା ଦେବ। ପୁଣି ଯାଜକ ମୃତ୍ତିକାପାତ୍ରସ୍ଥିତ ସ୍ରୋତଜଳ ଉପରେ ଏକ ପକ୍ଷୀକି ବଧ କରିବାକୁ ଆଦେଶ ଦେବ। ତା’ପରେ ସେ ସେହି ଜୀଅନ୍ତା ପକ୍ଷୀ, ଏରସ କାଠ, ସିନ୍ଦୁରବର୍ଣ୍ଣ (ଲୋମ) ଓ ବନସ୍ପତି ବୃକ୍ଷର ପତ୍ର ନେଇ ସେହି ସ୍ରୋତଜଳ ଉପରେ ବଧ କରାଯାଇଥିବା ପକ୍ଷୀର ରକ୍ତରେ ସେହିସବୁକୁ ବଡ଼ାଇବ। ପୁଣି ଯାଜକ ସେହି କୁଷ୍ଠରୋଗୀ ଉପରେ ସାତଥର ରକ୍ତ ଛିଞ୍ଚିବ ଓ ଶୁଚି ହେଲା ବୋଲି ପ୍ରକାଶ କରିବ। ଆଉ ଅନ୍ୟ ଜୀଅନ୍ତା ପକ୍ଷୀଟିକୁ ନେଇ କ୍ଷେତ୍ରଆଡ଼େ ଛାଡ଼ିଦେବ।

“ତା’ପରେ ସେ ଶୁଚି ଲୋକ ନିଜର ବସ୍ତ୍ର ଧୌତ କରି, ସମସ୍ତ କେଶ କ୍ଷୌର କରି ଜଳରେ ସ୍ନାନ କରିବ, ତଦ୍ଦ୍ୱାରା ସେ ଶୁଚି ହେବ। ତା’ପରେ ସେ ଛାଉଣି ଭିତରକୁ ଆସିବ। ମାତ୍ର ସେ ସାତ ଦିନ ନିଜର ତମ୍ବୁର ବାହାରେ ରହିବ। ସପ୍ତମ ଦିନରେ ସେ ନିଜର ସମସ୍ତ କେଶ ଅର୍ଥାତ୍ ମସ୍ତକର ଦାଢ଼ିରେ ଓ ଭ୍ରୂଲତାର ସମସ୍ତ କେଶ କ୍ଷୌର କରିବ। ପୁଣି ନିଜର ବସ୍ତ୍ର ଧୌଇ ଜଳରେ ସ୍ନାନ କରି ଶୁଚି ହେବ।

10 “ଅଷ୍ଟମ ଦିନରେ ସେ କୁଷ୍ଠରୋଗୀ ଦୁଇ ନିଖୁଣ ମେଷବତ୍ସ, ଏକବର୍ଷୀୟା ଏକ ନିଖୁଣ ମେଷବତ୍ସା, ଶସ୍ୟ ନୈବେଦ୍ୟ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳମିଶ୍ରିତ ସରୁ ମଇଦା ଓ ଏକ ଲୋ‌‌‌‌ଗ୍‌‌‌‌ ତୈଳ ନେବ। 11 ତହୁଁ ଶୁଚିକାରୀ ଯାଜକ ସେହି ଶୋଧନୀୟ ଲୋକକୁ ଓ ସେହିସବୁ ଦ୍ରବ୍ୟ ନେଇ ସମାଗମ-ତମ୍ବୁ ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ସ୍ଥାପନ କରିବ। 12 ଆଉ ଯାଜକ ଗୋଟିଏ ଅଣ୍ଡିରା ମେଷବତ୍ସ ଓ ସେହି ଏକ ଲୋ‌‌‌‌ଗ୍‌‌‌‌ ତୈଳ ନେଇ ଦୋଷାର୍ଥକ ବଳିରୂପେ ଉତ୍ସର୍ଗ କରିବ, ଆଉ ଦୋଳନୀୟ ନୈବେଦ୍ୟ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ସେସବୁ ଦୋଳନୀୟ କରାଯିବ। 13 ତା’ପରେ ସେ ଯାଜକ ଯେଉଁ ସ୍ଥାନରେ ପାପାର୍ଥକ ଓ ହୋମବଳି ବଧ କରାଯାଏ ସେହି ପବିତ୍ର ସ୍ଥାନରେ ସେହି ମେଷବତ୍ସ ବଧ କରିବ। ପାପାର୍ଥକ ବଳିପରି ଦୋଷାର୍ଥକ ବଳି ମଧ୍ୟ ଯାଜକର ଅଟେ। ତାହା ମହାପବିତ୍ର ଅଟେ।

14 “ତା’ପରେ ଯାଜକ ସେହି ଦୋଷାର୍ଥକ ବଳିର କିଛି ରକ୍ତ ନେବ, ପୁଣି ଯାଜକ ସେହି ଶୋଧନୀୟ ଲୋକର ଦକ୍ଷିଣ କର୍ଣ୍ଣର ପ୍ରାନ୍ତରେ, ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଳିରେ ଲଗାଇବ। 15 ଆଉ ଯାଜକ ସେହି ଏକ ଲୋଗ୍ ତୈଳରୁ କିଛି ନେଇ ନିଜର ବାମ ହସ୍ତର ପାପୁଲିରେ ଢାଳିବ। 16 ତା’ପରେ ଯାଜକ ସେହି ବାମ ହସ୍ତର ପାପୁଲିସ୍ଥିତ ତୈଳରେ ଆପଣା ଦକ୍ଷିଣ ଅଙ୍ଗୁଳି ବୁଡ଼ାଇ ଅଙ୍ଗୁଳି ଦ୍ୱାରା ସେହି ତୈଳରୁ କିଛି ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ସାତଥର ଛିଞ୍ଚିବ। 17 ପୁଣି ଯାଜକ ଆପଣା ବାମ ପାପୁଲିରେ ଅବଶିଷ୍ଟ ତୈଳ ନେଇ ସେହି ଶୋଧନୀୟ ଲୋକର ଦକ୍ଷିଣ କର୍ଣ୍ଣ ପ୍ରାନ୍ତରେ, ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଳିରେ ଲଗାଇବ। ଯେଉଁଠାରେ ଦୋଷାର୍ଥକ ବଳିର ରକ୍ତ ଆଗରୁ ଲଗାଇଥିଲା। 18 ଆଉ ଯାଜକ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ସେହି ଶୋଧନୀୟ ଲୋକର ମସ୍ତକରେ ଲଗାଇବ। ପୁଣି ସେ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ତାହାପାଇଁ ପ୍ରାୟଶ୍ଚିତ କରିବ।

19 “ତା’ପରେ ଯାଜକ ପାପାର୍ଥକ ବଳି ଉତ୍ସର୍ଗ କରିବ ଓ ସେହି ଶୋଧନୀୟ ଲୋକର ଅଶୌଚ ହେତୁ ପ୍ରାୟଶ୍ଚିତ କରିବ। ଏହା ପରେ ସେ ହୋମବଳି ବଧ କରିବ। 20 ତତ୍ପରେ ଯାଜକ ହୋମବଳି ଓ ଶସ୍ୟ ନୈବେଦ୍ୟ ଆଣି ଯଜ୍ଞବେଦିରେ ଉତ୍ସର୍ଗ କରିବ। ଏହିପରି ଯାଜକ ତାହା ପାଇଁ ପ୍ରାୟଶ୍ଚିତ କରିବ ଓ ସେ ଶୁଚି ହେବ।

21 “ଆଉ ଯଦି ଲୋକଟି ଦରିଦ୍ର ଓ ସେ ସମସ୍ତ ଦ୍ରବ୍ୟ ଦେବାକୁ ଅକ୍ଷମ, ତେବେ ସେ ନିଜର ପ୍ରାୟଶ୍ଚିତ ପାଇଁ ଦୋଳନୀୟ ନୈବେଦ୍ୟ ରୂପେ ଦୋଷାର୍ଥକ ବଳି ପାଇଁ ଗୋଟିଏ ମେଷବତ୍ସା ଓ ଶସ୍ୟ ନୈବେଦ୍ୟରୂପେ ଏକ ଐଫାର ଦଶମାଂଶ ତୈଳମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍ ତୈଳ ଆଣିବ। 22 ପୁଣି ସେହି ଦରିଦ୍ର ଲୋକର ପ୍ରାପ୍ତିର ସାଧ୍ୟ ଅନୁସାରେ ଦୁଇଟି କପୋତ କିମ୍ବା ଦୁଇଟି ପାରା ଆଣିବ। ଆଉ ସେଥିରୁ ଗୋଟିଏ ପାପାର୍ଥକ ବଳି ଓ ଅନ୍ୟଟି ହୋମବଳି ହେବ।

23 “ଆଉ ଅଷ୍ଟମ ଦିନରେ ସେହି ଲୋକ ସମସ୍ତ ଦ୍ରବ୍ୟ ଆଣି ସମାଗମ-ତମ୍ବୁ ଦ୍ୱାର ନିକଟରେ ଯାଜକ ପାଖକୁ ଆଣିବ। ଯାଜକ ସେହି ସମସ୍ତ ଜିନିଷ ସଦାପ୍ରଭୁଙ୍କ ସମ୍ମୁଖରେ ତା’ର ପ୍ରାୟଶ୍ଚିତ ପାଇଁ ଉତ୍ସର୍ଗ କରିବ ଓ ସେ ଶୁଚି ହେବ। 24 ତହୁଁ ଯାଜକ ଦୋଷାର୍ଥକ ବଳିର ମେଷବତ୍ସ ଓ ସେହି ଏକ ଲୋଗ୍ ତୈଳ ନେବ। ତା’ପରେ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ତାହା ଦୋଳନ କରିବ। 25 ତା’ପରେ ଯାଜକ ସେହି ଦୋଷାର୍ଥକ ବଳି ପାଇଁ ଉର୍ଦ୍ଦିଷ୍ଟ ମେଷବତ୍ସ ବଧ କରିବ। ଆଉ ସେଥିରୁ କିଛି ରକ୍ତ ନେଇ ଯାଜକ ଶୋଧନୀୟ ଲୋକର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ, ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଳିରେ ଲଗାଇବ। 26 ଆଉ ମଧ୍ୟ ଯାଜକ ସେହି ତୈଳରୁ କିଛି ନେଇ ନିଜ ବାମହସ୍ତ ପାପୁଲିରେ ଢାଳିବ। 27 ଆଉ ଯାଜକ ନିଜର ଦକ୍ଷିଣ ଅଙ୍ଗୁଳି ଦ୍ୱାରା ସେହି ବାମ ହସ୍ତସ୍ଥିତ ତୈଳରୁ କିଛି ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ସାତଥର ଛିଞ୍ଚିବ। 28 ଆଉ ମଧ୍ୟ ଯାଜକ ଆପଣା ହସ୍ତସ୍ଥିତ ତୈଳ ନେଇ ସେହି ଶୋଧନୀୟ ଲୋକର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ, ଦକ୍ଷିଣହସ୍ତ ବୃଦ୍ଧାଙ୍ଗୁଳିରେ ଓ ଦକ୍ଷିଣ ପାଦ ବୃଦ୍ଧାଙ୍ଗୁଳିରେ ଦୋଷାର୍ଥକ ବଳିର ରକ୍ତ ଲାଗିଥିବା ସ୍ଥାନରେ ଲଗାଇବ। 29 ପୁଣି ଯାଜକ ଶୋଧନୀୟ ଲୋକ ପାଇଁ ପ୍ରାୟଶ୍ଚିତ କରିବାକୁ ନିଜ ହସ୍ତସ୍ଥିତ ଅବଶିଷ୍ଟ ତୈଳ ତାହାର ମସ୍ତକରେ ଲଗାଇବ।

30 “ପୁଣି ସେ ତା’ର ପ୍ରାପ୍ତିର ସାଧ୍ୟ ଅନୁସାରେ ସେ ଦୁଇ କପୋତ ବା ଦୁଇ ପାରା ଛୁଆ ମଧ୍ୟରୁ ଗୋଟିଏ ଉତ୍ସର୍ଗ କରିବ। 31 ତାହାର ପ୍ରାପ୍ତିର ସାଧ୍ୟ ଅନୁସାରେ ଶସ୍ୟ ନୈବେଦ୍ୟ ସହିତ ଗୋଟିଏ ପାପାର୍ଥକ ବଳିରୂପେ ଓ ଅନ୍ୟଟି ହୋମବଳି ରୂପେ ଉତ୍ସର୍ଗ କରିବ। ପୁଣି ଯାଜକ ଶୋଧନୀୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ କରିବ। ଫଳରେ ଲୋକଟି ଶୁଚି ହେବ।”

32 ଯେଉଁ କୁଷ୍ଠରୋଗର ଘା’ଯୁକ୍ତ ଲୋକ ନିଜ ଶୌଚ ସମ୍ବନ୍ଧୀୟ ଦ୍ରବ୍ୟ ପାଇବାକୁ ଅସମର୍ଥ, ତାହା ପାଇଁ ଏହି ବ୍ୟବସ୍ଥା ଅଟେ।

ଗୃହସ୍ଥିତ କୁଷ୍ଠରୋଗର ଦାଗ ପାଇଁ ବିଧି

33 ଅନନ୍ତର ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, 34 “ଆମ୍ଭେ ଯେଉଁ ଦେଶ ତୁମ୍ଭମାନଙ୍କ ଅଧିକାର ନିମନ୍ତେ ଦେବା, ସେହି କିଣାନ ଦେଶରେ, ତୁମ୍ଭେମାନେ ପ୍ରବେଶ କଲେ ଯଦି ଆମ୍ଭେ ତୁମ୍ଭମାନଙ୍କ ଅଧିକୃତ ଦେଶରେ କୌଣସି ଗୃହରେ କୁଷ୍ଠରୋଗର ଦାଗ ଉତ୍ପନ୍ନ କରୁ, 35 ତେବେ ସେହି ଗୃହମାଲିକ ଯାଜକ ନିକଟକୁ ଆସି କହିବ, ‘ମୋ’ ଗୃହରେ ଦାଗ ସୃଷ୍ଟି ହେଲାପରି ମୋତେ ଦେଖାଯାଉଛି।’

36 “ତହୁଁ ଯାଜକ ଗୃହର ସମସ୍ତ ଜିନିଷ ବାହାରକୁ ନେବାକୁ ଆଜ୍ଞା ଦେବ, ଯେପରି ସେଗୁଡ଼ିକ ଅଶୁଚି ନ ହୁଏ। ସମସ୍ତ ଜିନିଷ ବାହାରକୁ ଆସିଲା ପରେ ଯାଜକ ଦାଗ ଦେଖିବାକୁ ଗୃହରେ ପ୍ରବେଶ କରିବ। 37 ଯାଜକ ସେହି ଦାଗ ନିରୀକ୍ଷଣ ବେଳେ ଯଦି ଦେଖିବ ଦାଗ କାନ୍ଥର ଖାଲ ଭିତରେ ବସି ଯାଇଥିବ ଓ କିଞ୍ଚିତ ଶାଗୁଆ ବର୍ଣ୍ଣ କିମ୍ବା ରକ୍ତବର୍ଣ୍ଣ ହୋଇଥିବ ଓ ତାହା କାନ୍ଥର ନୀଚରୁ ଦେଖାଯିବ। 38 ତେବେ ଯାଜକ ଗୃହରୁ ବାହାରି ଆସିବ ଓ ସେ ଗୃହକୁ ସାତ ଦିନ ରୁଦ୍ଧ କରି ରଖିବ।

39 “ସପ୍ତମ ଦିନରେ ଯାଜକ ପୁନର୍ବାର ଆସି ଘର ପରୀକ୍ଷା କରିବ। ଆଉ ଯଦି ଗୃହ କାନ୍ଥରେ ସେହି ଦାଗ ବଢ଼ିଥାଏ। 40 ତେବେ ଯାଜକ ସେହି ଦାଗଯୁକ୍ତ ପ୍ରସ୍ତରସବୁ ବାହାର କରି ନଗରର ବାହାରେ ଅଶୁଚି ସ୍ଥାନରେ ପକାଇ ଦେବାକୁ ଲୋକମାନଙ୍କୁ ଆଜ୍ଞା ଦେବ। 41 ପୁଣି ସେ ଗୃହର କାନ୍ଥ ଉପରେ ଥିବା ଚୂନକୁ ଚଞ୍ଛାଇବ ଓ ସେହି ଚଞ୍ଛା ଧୂଳି ନେଇ ନଗର ବାହାରେ ଅଶୁଚି ସ୍ଥାନରେ ପକାଇବ। 42 ତା’ପରେ ସେହି ବ୍ୟକ୍ତି ନୂତନ ପ୍ରସ୍ତର ନେଇ କାନ୍ଥରେ ବସାଇବ ଓ କାନ୍ଥ ଉପରେ ସବୁ ନୂତନ ଲେପ ଲଗାଇବ।

43 “ଯଦି କାନ୍ଥରେ ପ୍ରସ୍ତର ବଦଳ କଲାପରେ ଓ ଗୃହ ଗ୍ଭଞ୍ଛିଲା ପରେ ଓ ନୂତନ ଲେପନ କଲାପରେ ଯେବେ ସେହି ଦାଗ ପୁନର୍ବାର କାନ୍ଥରେ ଫୁଟି ବାହାରେ, 44 ତେବେ ଯାଜକ ଆସି ଦେଖିବ। ଆଉ ଯଦି ସେହି ଦାଗ ବୃଦ୍ଧି ପାଇଥାଏ ତେବେ ସେ ଗୃହରେ କ୍ଷୟକୁଷ୍ଠ ଅଛି ଓ ତାହା ଅଶୁଚି ଅଟେ। 45 ତାହାହେଲେ ସେ ଲୋକ ସେ ଗୃହ ଭାଙ୍ଗି ପକାଇବ। ତହିଁରେ ଥିବା ପ୍ରସ୍ତର, କାଠ ଓ ଧୂଳିସବୁ ନେଇ ନଗର ବାହାରେ ଅଶୁଚି ସ୍ଥାନରେ ପକାଇବ। 46 ସେହି ଗୃହ ରୁଦ୍ଧ ଥିଲାବେଳେ ଯଦି କେହି ସେହି ଘର ଭିତରେ ପ୍ରବେଶ କରିଥାଏ, ସେହି ଲୋକ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। 47 ଯଦି କେହି ସେହି ଘରେ ଭୋଜନ କରିଥିବ କିମ୍ବା ଶୟନ କରିଥିବ ତେବେ ସେ ତା’ର ବସ୍ତ୍ର ଧୋଇବ।

48 “ଗୃହ ପୁନଃନିର୍ମାଣ ଓ ପୁନଃଲେପନ ଶେଷ ହେଲା ପରେ, ଯାଜକ ସେହି ଗୃହକୁ ଆସିବ ଓ ଦେଖିବ। ଯଦି ଦାଗ ବୃଦ୍ଧି ନ ପାଇଥାଏ, ତେବେ ସେ ତାହା ଶୁଚି ବୋଲି ଘୋଷଣା କରିବ। କାରଣ ଦାଗ ଉଭେଇ ଯାଉଛି।

49 “ପୁଣି ସେହି ଗୃହକୁ ଶୁଚି କରିବାକୁ ଯାଜକ ଦୁଇଟି ପକ୍ଷୀ, ଏରସ କାଠ, ଲାଲ ବସ୍ତ୍ର ଓ ବନସ୍ପତି ନେବା ଉଚିତ୍। 50 ଜଳସ୍ରୋତ ଉପରେ ଏକ ମାଟିହାଣ୍ଡି ଉପରେ ପକ୍ଷୀଟିକୁ ରଖି ଯାଜକ ତାକୁ ବଧ କରିବା ପାଇଁ କହିବା ଉଚିତ୍। 51 ତା’ପରେ ସେ ଯାଜକ ଏରସ କାଠ, ଏସୋବ, ଲାଲ୍ ବସ୍ତ୍ର, ଜୀଅନ୍ତା ପକ୍ଷୀକୁ ନେଇ ହତ୍ୟା କରିବ ଓ ସେହି ପକ୍ଷୀର ରକ୍ତ, ସେହି ଜଳସ୍ରୋତରେ ବୁଡ଼ାଇବ ଓ ସେହି ଘରେ ସାତଥର ଛିଞ୍ଚିବ। 52 ସେହିସବୁ ଜିନିଷ ବ୍ୟବହାର କରି ସେ ଗୃହଟିକୁ ଶୁଚି କରିବ। 53 ତା’ପରେ ଯାଜକ ସେହି ଜୀଅନ୍ତା ପକ୍ଷୀକୁ ନଗର ବାହାରସ୍ଥ କ୍ଷେତ୍ର ଆଡ଼େ ଛାଡ଼ିଦେବ। ଏହିପରି ସେ ଗୃହ ପାଇଁ ପ୍ରାୟଶ୍ଚିତ କରିବ ଓ ଘରଟିକୁ ଶୁଚି କରିବ।”

54 କୁଷ୍ଠରୋଗର ଯେକୌଣସି ଘା’ ଓ ଛଉର ଏହିସବୁ ବ୍ୟବସ୍ଥା। 55 ପୁଣି ବସ୍ତ୍ରସ୍ଥିତ ଓ ଗୃହସ୍ଥିତ କୁଷ୍ଠ ପାଇଁ, 56 ଆଉ ଫୁଲା, ଦାଗ ଓ ଚି‌‌କ୍‌‌‌କଣ ଚିହ୍ନ ପାଇଁ, 57 ଏହିସବୁ ହେଉଛି ବ୍ୟବସ୍ଥା। ଆଉ ମଧ୍ୟ କେଉଁ ସମୟରେ ଶୁଚି ଓ କେଉଁ ସମୟରେ ଅଶୁଚି ଏହା ଜାଣିବା ପାଇଁ ଏସବୁ ବିଧି ଅଟେ।

ଗୀତସଂହିତା 17

ଦାଉଦଙ୍କର ପ୍ରାର୍ଥନା

17 ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଥରେ ଶୁଣ ଓ ମୋତେ ନ୍ୟାୟ ପ୍ରଦାନ କର।
    ମୁଁ ତୁମ୍ଭକୁ ଉଚ୍ଚ ସ୍ୱରରେ ଡାକୁ ଅଛି।
ଯେହେତୁ ମୁଁ ନିଷ୍କପଟ, ତେଣୁ ଯାହା ମୁଁ କହୁଛି,
    ଦୟାକରି ମୋର ପ୍ରାର୍ଥନାକୁ ଗ୍ରହଣ କର।
ତୁମ୍ଭେ ନିଶ୍ଚୟ ମୋ’ ବିଷୟରେ ଉଚିତ୍ ନ୍ୟାୟ ପ୍ରଦର୍ଶନ କରିବ,
    ତୁମ୍ଭେ ନିଶ୍ଚୟ ସତ୍ୟକୁ ଦେଖୁଅଛ।
ତୁମ୍ଭେ ମୋର ହୃଦୟର ଅନ୍ତଃସ୍ଥଳକୁ ଭଲ ଭାବରେ ଜାଣ।
    ତୁମ୍ଭେ ସାରାରାତ୍ରି ମୋ’ ସହିତ ଥିଲ।
ତୁମ୍ଭେ ମୋତେ ପ୍ରଶ୍ନ କରିଛ ଏବଂ ମୋ’ଠାରେ କିଛି ଭୁଲ ଦେଖି ନାହଁ।
    ମୁଁ କିଛି ମନ୍ଦ ଯୋଜନା କରେ ନାହିଁ।
ମୁଁ ଯଥାସାଧ୍ୟ ଚେଷ୍ଟା କରିଛି
    ତୁମ୍ଭର ଆଦେଶ ମାନିବାକୁ।
ମୁଁ ତୁମ୍ଭର ମାର୍ଗ ଅନୁସରଣ କରୁଅଛି।
    ମୋର ପାଦ ସେହି ପଥରୁ କେବେ ବିଚ୍ୟୁତ ହେବ ନାହିଁ।
ମୁଁ ଯେତେବେଳେ ତୁମ୍ଭକୁ ଡାକେ, ହେ ପ୍ରଭୁ ତୁମ୍ଭେ ମୋତେ ଉତ୍ତର ଦିଅ।
    ତେଣୁ ବର୍ତ୍ତମାନ ମୋର କଥା ଶୁଣ।
ପରମେଶ୍ୱର ତୁମ୍ଭର ଅ‌ଦ୍‌ଭୂତ କରୁଣା ଦେଖାଅ
    ଏବଂ ଯେଉଁମାନେ ତୁମ୍ଭଠାରେ ନିର୍ଭର କରନ୍ତି ସେମାନଙ୍କୁ ଉଦ୍ଧାର କର।
ସେମାନଙ୍କର ପ୍ରତିପକ୍ଷମାନଙ୍କୁ ପରାସ୍ତ କରିବା ପାଇଁ, ତୁମ୍ଭେ ତୁମ୍ଭର ମହାନ ଶକ୍ତି ବ୍ୟବହାର କର।
    ତେଣୁ ଏହି ପ୍ରାର୍ଥନାଟିକୁ ଗ୍ରହଣ କର।
    ଏହା ଜଣକର ପ୍ରାର୍ଥନା ଯିଏ ତୁମ୍ଭଠାରେ ଆଶ୍ରୟ ନେଇଛି ଏବଂ ଯିଏ ତୁମ୍ଭର ଅନୁସରଣକାରୀ ଅଟେ।
    ମୋତେ ତୁମ୍ଭେ ଆପଣା ଚକ୍ଷୁର ପିତୁଳା ଭଳି ରକ୍ଷା କର,
    ଓ ତୁମ୍ଭର ବାହୁଛାୟା ତଳେ ଲୁଗ୍ଭଇ ରଖ।
ହେ ସଦାପ୍ରଭୁ, ମୋତେ ସେହି ଦୁଷ୍ଟ ଲୋକଙ୍କଠାରୁ ବଞ୍ଚାଇ ରଖ।
ଯେଉଁମାନେ କି ମୋତେ ଧ୍ୱଂସ କରିବାକୁ ଗ୍ଭହୁଁଛନ୍ତି।
ମୋର ଗ୍ଭରିକଡ଼ରେ ଥିବା ସେହି ଦୁଷ୍ଟ ଲୋକଙ୍କ କବଳରୁ ମୋତେ ରକ୍ଷା କର।
ଯେଉଁମାନେ ମୋତେ ଆଘାତ କରିବାକୁ ଗ୍ଭହୁଁଛନ୍ତି।
10 ସେହି ଦୁଷ୍ଟ ଲୋକମାନେ ଅତ୍ୟନ୍ତ ଅହଂକାର ବଶତଃ ପରମେଶ୍ୱରଙ୍କ କଥା ଶୁଣନ୍ତି ନାହିଁ।
    ସେମାନେ କେବଳ ନିଜ ବିଷୟ ଚିନ୍ତା କରନ୍ତି।
11 ସେହି ଦୁଷ୍ଟ ଲୋକମାନେ ମୋତେ ଅନୁସରଣ କରୁଛନ୍ତି।
    ସେମାନେ ମୋର ଚତୁର୍ଦ୍ଦିଗରେ ଘେରି ଗଲେଣି
ଓ ସେମାନେ ମୋତେ ଆକ୍ରମଣ କରିବାକୁ ପ୍ରସ୍ତୁତ।
12 ସେହି ଦୁଷ୍ଟ ଲୋକମାନେ ସିଂହ ସଦୃଶ ଯିଏକି ଅନ୍ୟ ପ୍ରାଣୀମାନଙ୍କୁ ଶିକାର କରି ଖାଇବାକୁ ଅପେକ୍ଷା କରିଥାଏ।
    ସେମାନେ ସିଂହ ଭଳି ଲୁଚି ରହି ଆକ୍ରମଣ କରିବାକୁ ସର୍ବଦା ପ୍ରସ୍ତୁତ ଥା’ନ୍ତି।

13 ହେ ସଦାପ୍ରଭୁ, ତୁମ୍ଭେ ଉଠ ଏବଂ ଶତ୍ରୁମାନଙ୍କ ପାଖକୁ ଯାଇ
    ତାଙ୍କୁ ଆତ୍ମା ସମର୍ପଣ କରିବାକୁ ବାଧ୍ୟ କର।
    ତୁମ୍ଭେ ଆପଣା ଖ‌ଡ଼୍‌ଗ ପ୍ରୟୋଗ କରି ସେହି ଦୁଷ୍ଟ ଲୋକଙ୍କ କବଳରୁ ମୋତେ ଉଦ୍ଧାର କର।
14 ହେ ସଦାପ୍ରଭୁ, ତୁମ୍ଭେ ଆପଣା ଶକ୍ତି ପ୍ରୟୋଗ କରି
    ଏ ସଂସାରରୁ ଦୁଷ୍ଟ ଲୋକମାନଙ୍କୁ ନିପାତ କର।
ହେ ସଦାପ୍ରଭୁ, ବହୁତ ଲୋକ ତୁମ୍ଭ ପାଖକୁ ସାହାଯ୍ୟ ପାଇଁ ଆସନ୍ତି।
    ସେମାନଙ୍କ ମଧ୍ୟରୁ ଅନେକଙ୍କର ଏହି ଇହଲୋକରେ ଅଧିକ କିଛି ଆଶା ନ ଥାଏ।
    ସେହି ଲୋକମାନଙ୍କୁ ପ୍ରଚୁର ଖାଦ୍ୟ ପ୍ରଦାନ କର।
    ସେମାନଙ୍କର ଶିଶୁମାନଙ୍କର ଆବଶ୍ୟକତାକୁ ପୂରଣ କର।
    ସେମାନଙ୍କର ଶିଶୁମାନଙ୍କୁ ଏତେ ଖାଦ୍ୟ ପ୍ରଦାନ କର ଯେ, ଯାହା ସବୁଦିନ ପାଇଁ ସେମାନଙ୍କର ଆବଶ୍ୟକତା ପୂରଣ କରିବ।

15 ମୁଁ ନ୍ୟାୟ ପାଇଁ ଏସବୁ ପ୍ରାର୍ଥନା କରୁଛି।
ତେଣୁ ମୁଁ ନିଶ୍ଚୟ ତୁମ୍ଭର ମୁଖ ଦର୍ଶନ କରିବି
    ଓ ହେ ସଦାପ୍ରଭୁ ତୁମ୍ଭକୁ ଦର୍ଶନ କରି ଅତ୍ୟନ୍ତ ତୃପ୍ତ ହେବି।

ହିତୋପଦେଶ 28

28 ଦୁଷ୍ଟ ଲୋକମାନେ ସବୁକୁ ଭୟ କରନ୍ତି। ମାତ୍ର ଧାର୍ମିକ ଲୋକମାନେ ସିଂହପରି ଆତ୍ମନିର୍ଭରଶୀଳ ହୁଅନ୍ତି।

ଯଦି ଏକ ଦେଶର ଲୋକମାନେ କାହାକୁ ମାନିବେ ନାହିଁ, ତେବେ ସେ ଦେଶର ଅଧିକ ଅଧିପତିମାନେ ସୃଷ୍ଟି ହୁଅନ୍ତି। ମାତ୍ର ସେମାନେ ଖୁବ୍ କମ୍ ସମୟ ପାଇଁ ଶାସନ କରନ୍ତି। କିନ୍ତୁ ଦେଶର ଧାର୍ମିକ ଶାସନକର୍ତ୍ତା ଥିଲେ, ସେ ଅଧିକ ଦିନ ଶାସନ କରିବେ।

ଯଦି ଶାସକ ଦରିଦ୍ରମାନଙ୍କୁ ଶୋଷଣ କରନ୍ତି, ସେହି ରାଜା ପ୍ଳାବନକାରୀ ବୃଷ୍ଟି ପରି।

ବ୍ୟବସ୍ଥା ତ୍ୟାଗକାରୀମାନେ ଦୁଷ୍ଟମାନଙ୍କୁ ପ୍ରଶଂସା କରନ୍ତି। ମାତ୍ର ଆଜ୍ଞାପାଳିକା ଲୋକମାନେ ସେମାନଙ୍କୁ ବିରୋଧ କରନ୍ତି।

ମନ୍ଦ ଲୋକମାନେ ନ୍ୟାୟ ବୁଝନ୍ତି ନାହିଁ। ମାତ୍ର ସଦାପ୍ରଭୁଙ୍କ ଅନ୍ୱେଷଣକାରୀମାନେ ଏହି ବିଷୟକୁ ଭଲରେ ବୁଝନ୍ତି।

ଜଣେ ଗରିବ ଲୋକ ଯିଏ ଦୋଷହୀନ ଭାବରେ ଜୀବନଯାପନ କରେ, ସେ ସେହି ଧନୀ ଲୋକଠାରୁ ଉତ୍ତମ ଯାହାର ପଥ କୁପଥଗାମୀ ହୋଇଛି।

ଯେଉଁ ଲୋକ ବ୍ୟବସ୍ଥା ମାନେ, ସେ ବୁଦ୍ଧିମାନ ପୁତ୍ର ପୁଣି ଯେ ଭୋକିଲାମାନଙ୍କର ସଙ୍ଗୀ ହୁଏ, ସେ ଆପଣା ପିତାକୁ ଲଜ୍ଜା ଦିଏ।

ଯେଉଁମାନେ ସୁଧ ଓ ବୁଦ୍ଧିଦ୍ୱାରା ଆପଣା ସମ୍ପତ୍ତି ବୃଦ୍ଧି କରନ୍ତି, ସେମାନେ ଦୀନହୀନ ପାଇଁ ଦୟା କରିବା ପାଇଁ ତାହା ସଞ୍ଚୟ କରନ୍ତି।

ଯେଉଁ ଲୋକ କିଛି ଶିକ୍ଷା ଶୁଣିବା ପୂର୍ବରୁ ଆପଣା କର୍ଣ୍ଣ ବନ୍ଦ କରିଦିଏ, ତାହାର ପ୍ରାର୍ଥନା ହିଁ ଘୃଣାର ବିଷୟ ହୁଏ।

10 ଯେଉଁ ଲୋକ ସରଳ ଲୋକଙ୍କୁ ମନ୍ଦ ପଥରେ ଯିବାକୁ ଭୁଲାଏ। ସେ ନିଜେ ଗାତରେ ପଡ଼ିବ। କିନ୍ତୁ ନିରୀହ ଲୋକମାନେ ଉତ୍ତମ ଜିନିଷର ଅଧିକାରୀ ହେବେ।

11 ଧନବାନ ଆପଣା ଦୃଷ୍ଟିରେ ଜ୍ଞାନବାନ। ମାତ୍ର ବୁଦ୍ଧିମାନ ଦୀନହୀନ ଲୋକ ତାହାର ପରିଚୟ ନିଏ।

12 ଧାର୍ମିକମାନେ ଜୟ କଲେ ମହା ଗୌରବ ହୁଏ। ମାତ୍ର ଦୁଷ୍ଟମାନଙ୍କର ଉନ୍ନତି ହେଲେ, ଲୋକେ ଆପଣାକୁ ଲୁଗ୍ଭନ୍ତି।

13 ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ। ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ତାକୁ ପରିତ୍ୟାଗ କରେ, ସେ ଦୟା ପାଇବ।

14 ଯେଉଁ ଲୋକ ସର୍ବଦା ଭୟ ରଖେ, ସେ ଧନ୍ୟ, ମାତ୍ର ଯେ ଆପଣା ମନକୁ କଠିନ କରେ, ସେ ଆପଦରେ ପଡ଼ିବ।

15 ଯେମନ୍ତ ଗର୍ଜନକାରୀ ସିଂହ ଓ ଭ୍ରମଣକାରୀ ଭଲ୍ଲୁକ, ଠିକ୍ ସେହିପରି ଦୀନହୀନ ପ୍ରଜାଙ୍କ ଉପରେ ଦୁଷ୍ଟ ଶାସନକର୍ତ୍ତା ଅଟନ୍ତି।

16 ଯେଉଁ ଅଧ୍ୟକ୍ଷ ବୁଦ୍ଧିହୀନ, ସେ ମଧ୍ୟ ଆଜି ଉପଦ୍ରବୀ ହୁଏ। ମାତ୍ର ଯେ ଲୋଭକୁ ଘୃଣା କରେ, ସେ ଆପଣା ଦିନ ବଢ଼ାଇବ।

17 ଯେଉଁ ଲୋକ କୌଣସି ଲୋକର ରକ୍ତରେ ଭାରଗ୍ରସ୍ତ ହୁଏ, ସେ ଗର୍ତ୍ତ ପର୍ଯ୍ୟନ୍ତ ପଳାଇବ। ତାକୁ କେହି ଅଟକାଇବେ ନାହିଁ।

18 ସେହି ଜଣେ ଯିଏ ନିର୍ଦ୍ଦୋଷ ଭାବରେ ଜୀବନଯାପନ କରେ, ସେ ନିଜକୁ ରକ୍ଷା କରେ। କିନ୍ତୁ ଜଣେ ଯିଏ ତା’ର ନିଜ ପଥକୁ ବିପଥରେ ନିଏ ସେ ଅକସ୍ମାତ୍ ପଡ଼ିଯିବ।

19 ଆପଣା ଭୂମିକୁ ଯେ ଚଷେ, ସେ ଯଥେଷ୍ଟ ଆହାର ପାଇବ। ଯେଉଁ ଲୋକ ଅସାର ଲୋକର ଅନୁଗାମୀ ହେବ, ତାହାର ଯଥେଷ୍ଟ ଦରିଦ୍ରତା ପାଇବ।

20 ବିଶ୍ୱସ୍ତ ଲୋକ ଆଶୀର୍ବାଦରେ ବର୍ଦ୍ଧିଷ୍ଣୁ ହେବ। ମାତ୍ର ଯେ ଧନବାନ ହେବାକୁ ଅତି ଉଦ୍ୟମ କରେ, ସେ ନିଶ୍ଚିତ ଦଣ୍ଡିତ ହେବ।

21 ଜଣେ ବିଗ୍ଭରକ ଜଣକର ମୁହଁ ଦେଖି ବିଗ୍ଭର କରିବା ଉଚିତ୍ ନୁହେଁ, କିଅବା ଲାଞ୍ଚ ନେଇ ବିଗ୍ଭର କରିବା ଉଚିତ୍ ନୁହେଁ।

22 କୃପଣ ମନୁଷ୍ୟ ଧନୀ ହେବାକୁ ବ୍ୟଗ୍ର। ମାତ୍ର ତାହାକୁ ଦାରିଦ୍ର୍ୟ ଗ୍ରାସ କରିବ ବୋଲି ସେ ଜାଣେ ନାହିଁ।

23 ମୁହଁରେ ଗ୍ଭଟୁବାକ୍ୟ କହିବା ଲୋକ ଅପେକ୍ଷା ମନୁଷ୍ୟକୁ ଅନୁଯୋଗ କରିବା ଲୋକ ଶେଷରେ ଅଧିକ ଅନୁଗ୍ରହ ପାଏ।

24 ଯେ ଆପଣା ମାତା କି ପିତାଙ୍କର ଧନ ଅପହରଣ କରି କହେ, “ଏଥିରେ କିଛି ଅଧର୍ମ ନାହିଁ,” ସେ ସଂହାରକର ସଙ୍ଗୀ ଅଟେ।

25 ଜଣେ ଲୋଭି ମନୁଷ୍ୟ କଳହ ସୃଷ୍ଟି କରେ। କିନ୍ତୁ ସେହି ମନୁଷ୍ୟ ଯିଏ ସଦାପ୍ରଭୁଙ୍କ ଉପରେ ବିଶ୍ୱାସ ରଖେ ସେ ଉନ୍ନତି କରିବ।

26 ଯେଉଁ ଲୋକ ନିଜ ବଳ ଉପରେ ବିଶ୍ୱାସ ରଖେ ସେ ମୂର୍ଖ। କିନ୍ତୁ ସେ ଯିଏ ଜ୍ଞାନରେ ଗ୍ଭଲେ, ବିପର୍ଯ୍ୟୟରୁ ରକ୍ଷା ପାଇବ।

27 ଯେ ଦରିଦ୍ରକୁ ଦାନ କରେ, ତାର ଅଭାବ ହେବ ନାହିଁ। ମାତ୍ର ଯେ ଆପଣା ଆଖି ବନ୍ଦ କରେ, ସେ ଅନେକ ଅଭିଶାପ ପାଇବ।

28 ଦୁଷ୍ଟମାନେ ଉନ୍ନୀତ ହେଲେ, ଲୋକେ ଆପଣାମାନଙ୍କୁ ଲୁଗ୍ଭନ୍ତି। ମାତ୍ର ସେମାନେ ବିନଷ୍ଟ ହେଲେ, ଧାର୍ମିକଗଣ ବର୍ଦ୍ଧିଷ୍ଣୁ ହୁଅନ୍ତି।

ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 2

ମନ୍ଦ ଦୁର୍ଘଟଣାମାନ ଘଟିବ

ଭାଇ ଓ ଭଉଣୀମାନେ! ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆସିବା ବିଷୟରେ ଆମ୍ଭର କିଛି କହିବାକୁ ଅଛି। ଯେତେବେଳେ ଆମ୍ଭେ ସମସ୍ତେ ମିଶି ତାହାଙ୍କୁ ଭେଟିବା, ସେହି ସମୟ ବିଷୟରେ ଆମ୍ଭେ ତୁମ୍ଭକୁ କହିବାକୁ ଗ୍ଭହୁଁ। ଯଦି ତୁମ୍ଭେମାନେ ଶୁଣ ଯେ, ପ୍ରଭୁଙ୍କର ସେହି ଦିନଟି ଆସିଗଲାଣି, ତୁମ୍ଭେମାନେ ଚିନ୍ତାରେ ସହଜରେ ବିବ୍ରତ ହୋଇ ଯାଅ ନାହିଁ କି ଭୟ କର ନାହିଁ। କେତେଜଣ ଏହାକୁ କୌଣସି ଭବିଷ୍ୟ‌‌ଦ୍‌‌‌‌ବାଣୀ ବା କୌଣସି ସମ୍ବାଦ ବୋଲି କହି ପାରନ୍ତି, କିମ୍ବା କେତେକ ଲୋକ ଏହାକୁ ଆମ୍ଭର ଏକ ଚିଠି ବୋଲି କହି ପାରନ୍ତି ଓ ଦାବି କରି ପାରନ୍ତି ଯେ, ଆମ୍ଭମାନଙ୍କ ଦ୍ୱାରା ଏହି ପତ୍ର ଲେଖାଯାଇଅଛି। ଏପରି ଭାବରେ, କୌଣସି ଲୋକକୁ କୌଣସି ପ୍ରକାରେ ତୁମ୍ଭମାନଙ୍କୁ ଠକିବାକୁ ଦିଅ ନାହିଁ। ପରମେଶ୍ୱରଙ୍କ ବିରୁଦ୍ଧରେ ବିଦ୍ରୋହ ସଂଘଟିତ ନ ହେଲା ପର୍ଯ୍ୟନ୍ତ ପ୍ରଭୁଙ୍କର ସେହି ଦିନଟି ଆସିବ ନାହିଁ। ମନ୍ଦ ବ୍ୟକ୍ତିର ଦେଖା ନ ଦେବା ପର୍ଯ୍ୟନ୍ତ ସେହି ଦିନଟି ଆସିବ ନାହିଁ। ସେହି ମନ୍ଦ ବ୍ୟକ୍ତି ନରକର ଅଟେ। ସେହି ମନ୍ଦ ବ୍ୟକ୍ତି, ପରମେଶ୍ୱରଙ୍କ କିମ୍ବା ଏପରି କିଛି ଯାହା ଲୋକଙ୍କ ଦ୍ୱାରା ଉପାସିତ, ଏହିପରି ପ୍ରତ୍ୟେକ ବିଷୟର ବିରୋଧୀ କରେ। ସେ ନିଜକୁ ପ୍ରତ୍ୟେକଠାରୁ ଉଚ୍ଚ ବୋଲି ଦେଖାଏ, ଈଶ୍ୱରଙ୍କ ନାମରେ ଖ୍ୟାତ ଓ ପୂଜା ପାଉଥିବା ସମସ୍ତଙ୍କର ସେ ବିରୋଧ କରେ। ସେ ଲୋକ ପରମେଶ୍ୱରଙ୍କ ମନ୍ଦିରକୁ ଯାଇ, ସିଂହାସନରେ ବସି ନିଜକୁ ପରମେଶ୍ୱର ବୋଲି ଘୋଷଣା କରେ।

ମୁଁ ପୂର୍ବରୁ କହିଥିଲି ଯେ ଏହି ଘଟଣାଗୁଡ଼ିକ ଘଟିବ। ମନେ ଅଛି କି? ଏବେ ମନ୍ଦବ୍ୟକ୍ତିକୁ କିଏ ଅଟକାଇ ରଖିଛି, ଏହା ତୁମ୍ଭେମାନେ ଜାଣିଛ। ଯେତେବେଳେ ଉଚିତ୍ ସମୟ ଆସିବ, ସେ ନିଜକୁ ପ୍ରକାଶ କରିବ ବୋଲି ତାହାକୁ ବର୍ତ୍ତମାନ ଅଟକାଇ ରଖାଯାଇଛି। ସଂସାରରେ ଏବେ ମନ୍ଦ ବ୍ୟକ୍ତିର ଗୁପ୍ତ ଶକ୍ତି କାମ କରୁଛି। କିନ୍ତୁ ଜଣେ ମାତ୍ର ଅଛନ୍ତି ଯିଏ, ମନ୍ଦ ବ୍ୟକ୍ତିର ଗୁପ୍ତ ଶକ୍ତିକୁ ଅଟକାଉଛନ୍ତି। ସେ ଦୃଶ୍ୟପଟରୁ ଦୂରେଇ ନ ଯିବା ପର୍ଯ୍ୟନ୍ତ ସେହି ଶକ୍ତିକୁ ପ୍ରତିରୋଧ କରୁଥିବେ, ତା’ପରେ ଯାଇ ମନ୍ଦ ବ୍ୟକ୍ତି ପ୍ରକାଶିତ ହେବ। ପ୍ରଭୁ ଯୀଶୁ ସେହି ମନ୍ଦ ବ୍ୟକ୍ତିକୁ, ତାହାଙ୍କର ମୁଖରୁ ନିର୍ଗତ ହେଉଥିବା ନିଶ୍ୱାସ ଦ୍ୱାରା ନଷ୍ଟ କରିଦେବେ। ପ୍ରଭୁ ଯୀଶୁ ନିଜର ମହିମାମୟ ଆଗମନ ଦ୍ୱାରା ତାହାକୁ ବିନଷ୍ଟ କରିଦେବେ। ମନ୍ଦ ବ୍ୟକ୍ତି ଶୟତାନର ଶକ୍ତି ନେଇ ଆସିବ।

ତା’ର ମହାନ ଶକ୍ତି ଥିବ ଓ ସେ ଅସତ୍ୟ ଆଧାରିତ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ, ଚିହ୍ନ ଓ ଅ‌ଦ୍‌ଭୂତ କାର୍ଯ୍ୟମାନ ଘଟାଇବ। 10 ଯେଉଁ ଲୋକମାନେ ହଜିଯାଇଛନ୍ତି, ସେମାନଙ୍କୁ ଠକିବାକୁ ଏହି ମନ୍ଦବ୍ୟକ୍ତି ପ୍ରତ୍ୟେକ ପ୍ରକାରର ମନ୍ଦ ଫାନ୍ଦ ସୃଷ୍ଟି କରିବ। କାରଣ ସେମାନେ ସତ୍ୟକୁ ଭଲ ପାଇବା ପାଇଁ ଅସ୍ୱୀକାର କଲେ, ଯାହା ଦ୍ୱାର ସେମାନେ ଉଦ୍ଧାର ପାଇଥା’ନ୍ତେ। 11 ସତ୍ୟକୁ ଭଲ ପାଇବା ପାଇଁ ସେମାନେ ମନା କରିବାରୁ, ପରମେଶ୍ୱର ମଧ୍ୟ ସେମାନଙ୍କ ପାଖକୁ ସତ୍ୟଠାରୁ ଦୂରେଇ ନେଇ ଯିବା ଭଳି ଏକ ଶକ୍ତିକୁ ପଠାନ୍ତି। ଅସତ୍ୟକୁ ବିଶ୍ୱାସ କରିବା ଲାଗି ପରମେଶ୍ୱର ସେମାନଙ୍କ ପାଖକୁ ସେହି ଶକ୍ତି ପଠାନ୍ତି। 12 ଅତଏବ ଯେଉଁମାନେ ସତ୍ୟକୁ ବିଶ୍ୱାସ କରୁ ନାହାନ୍ତି, ସେମାନେ ଦୋଷୀ ବୋଲି ବିଗ୍ଭରିତ ହେବେ। ସେମାନେ ସତ୍ୟକୁ ମାନି ନାହାନ୍ତି ଓ ମନ୍ଦ କର୍ମ କରିବାରେ ଆନନ୍ଦ ପାଇଛନ୍ତି।

ତୁମ୍ଭେମାନେ ମୁକ୍ତି ପାଇଁ ମନୋନୀତ

13 ଭାଇ ଓ ଭଉଣୀମାନେ! ପ୍ରଭୁ ତୁମ୍ଭମାନଙ୍କୁ ପ୍ରେମ କରନ୍ତି। ସେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ପ୍ରଥମରୁ ବାଛିଛନ୍ତି। ଅତଏବ ଆମ୍ଭେ ତୁମ୍ଭମାନଙ୍କ ପାଇଁ ସର୍ବଦା ପରମେଶ୍ୱରଙ୍କୁ ଧନ୍ୟବାଦ ଦେବା ଉଚିତ୍। ଆତ୍ମା ତୁମ୍ଭକୁ ପବିତ୍ର କରିବା ଯୋଗୁଁ ଓ ସତ୍ୟରେ ତୁମ୍ଭମାନଙ୍କର ବିଶ୍ୱାସ ଥିବା ଯୋଗୁଁ ତୁମ୍ଭେମାନେ ଉଦ୍ଧାର ପାଇଛ। 14 ପରମେଶ୍ୱର ସେହି ମୁକ୍ତି ଦେବା ଲାଗି ତୁମ୍ଭମାନଙ୍କୁ ଡାକିଲେ। ଆମ୍ଭ ଦ୍ୱାରା ପ୍ରଗ୍ଭରିତ ସୁସମାଗ୍ଭର ମାଧ୍ୟମରେ ସେ ତୁମ୍ଭମାନଙ୍କୁ ଡାକିଲେ। ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମହିମାରେ ଅଂଶ ଗ୍ରହଣ କରିବା ପାଇଁ ସେ ତୁମ୍ଭମାନଙ୍କୁ ଡାକିଲେ। 15 ଅତଏବ, ଭାଇ ଓ ଭଉଣୀମାନେ ଦୃଢ଼ ଭାବରେ ଠିଆ ହୁଅ ଓ ଆମ୍ଭ ଦ୍ୱାରା ଦିଆ ଯାଇଥିବା ଶିକ୍ଷାଗୁଡ଼ିକୁ ଅବିରତ ବିଶ୍ୱାସ କର। ଆମ୍ଭେ ଏହି ଶିକ୍ଷାଗୁଡ଼ିକୁ କହି ଓ ଚିଠି ମାଧ୍ୟମରେ ଲେଖି, ତୁମ୍ଭମାନଙ୍କୁ ଶିଖାଇଛୁ।

16-17 ତୁମ୍ଭମାନଙ୍କ ପାଇଁ ପ୍ରତ୍ୟେକ ଉତ୍ତମ କାର୍ଯ୍ୟ କରିବାକୁ ଓ ପ୍ରତ୍ୟେକ ଉତ୍ତମ କଥା କହିବା ପାଇଁ ସକ୍ଷମ ହେବ। ସେଥିପାଇଁ ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ ଓ ଆମ୍ଭର ପରମପିତା ଓ ପରମେଶ୍ୱର ତୁମ୍ଭମାନଙ୍କୁ ଉତ୍ସାହ ଓ ଶକ୍ତି ପ୍ରଦାନ କରନ୍ତୁ ଓ ସାନ୍ତ୍ୱନା ଦିଅନ୍ତୁ, ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ। ପରମେଶ୍ୱର ଆମ୍ଭକୁ ପ୍ରେମ କରନ୍ତି। ନିଜ ଅନୁଗ୍ରହ ମାଧ୍ୟମରେ ସେ ଆମ୍ଭକୁ ଅନନ୍ତକାଳସ୍ଥାୟୀ ଉତ୍ସାହ ଓ ଉତ୍ତମ ଭରସା ଦେଇଛନ୍ତି।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center