Print Page Options
Previous Prev Day Next DayNext

M’Cheyne Bible Reading Plan

The classic M'Cheyne plan--read the Old Testament, New Testament, and Psalms or Gospels every day.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଲେବୀୟ ପୁସ୍ତକ 16

ପ୍ରାୟଶ୍ଚିତ୍ତର ଦିନ

16 ସଦାପ୍ରଭୁଙ୍କୁ ସୁଗନ୍ଧି ଧୂପର ନୈବେଦ୍ୟ ଦେଲାବେଳେ ହାରୋଣଙ୍କ ଦୁଇ ପୁତ୍ର ମଲେ। ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆପଣା ଭ୍ରାତା ହାରୋଣଙ୍କୁ କୁହ, ଯେପରି ତାଙ୍କର ମୃତ୍ୟୁ ନ ହୁଏ, ଏଥିପାଇଁ ବିଚ୍ଛେଦ ବସ୍ତ୍ର ଭିତରେ ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦକ ସମ୍ମୁଖରେ ପବିତ୍ର ସ୍ଥାନରେ ସର୍ବଦା ପ୍ରବେଶ କରିବେ ନାହିଁ। କାରଣ ଆମ୍ଭେ ପାପାଚ୍ଛାଦକ ଉପରେ ମେଘର ଦର୍ଶନ ଦେବା।

“ହାରୋଣ ମହାପବିତ୍ର ସ୍ଥାନରେ ପ୍ରବେଶ କରିବା ପୂର୍ବରୁ ପ୍ରାୟଶ୍ଚିତର ଦିନ ପାପାର୍ଥକ ବଳିରୂପେ ଏକ ଗୋବତ୍ସ ଓ ହୋମବଳି ରୂପେ ଏକ ମେଷଛୁଆ ପ୍ରାୟଶ୍ଚିତ ଦିନ ଉତ୍ସର୍ଗ କରିବ। ହାରୋଣ ଜଳରେ ନିଜର ଶରୀରକୁ ଧୌତ କରି ପବିତ୍ର ଶୁଭ୍ର ଜାମା ପିନ୍ଧିବେ, ଦେହରେ ଶୁଭ୍ର ଜଙ୍ଘିଆ ଧାରଣ କରିବେ, ଶୁଭ୍ର କଟିବନ୍ଧନୀ କଟିରେ ବାନ୍ଧିବେ ଓ ଶୁଭ୍ର ପଗଡ଼ି ମୁଣ୍ଡରେ ପିନ୍ଧିବେ। ଏସବୁ ପବିତ୍ର ବସ୍ତ୍ର।

“ପୁଣି ହାରୋଣ ଇସ୍ରାଏଲ ସନ୍ତାନଗଣର ମଣ୍ଡଳୀରୁ ପାପାର୍ଥକ ବଳି ପାଇଁ ଦୁଇଟି ଛାଗ ଓ ହୋମବଳି ପାଇଁ ଏକ ମେଷ ନେବ। ତା’ପରେ ହାରୋଣ ନିଜ ପାଇଁ ଗୋବତ୍ସକୁ ପାପାର୍ଥକ ବଳିରୂପେ ଉତ୍ସର୍ଗ କରିବ। ସେ ନିଜକୁ ଓ ନିଜ ପରିବାରକୁ ଏଥିରେ ପ୍ରାୟଶ୍ଚିତ କରିବ।

“ତା’ପରେ ହାରୋଣ ଦୁଇଟି ଛାଗ ସମାଗମ-ତମ୍ବୁର ଦ୍ୱାର ଦେଶରେ ସଦାପ୍ରଭୁଙ୍କ ସମ୍ମୁଖକୁ ଆଣିବ। ପୁଣି ହରୋଣ ସେହି ଦୁଇ ଛାଗ ବିଷୟରେ ଗୁଲିବାଣ୍ଟ କରିବେ। ସେଥିରୁ ଗୋଟିଏ ସଦାପ୍ରଭୁଙ୍କ ନିମନ୍ତେ ଓ ଅନ୍ୟଟି ତ୍ୟାଗ (ଅଜାଜେଲ) ନିମନ୍ତେ ହେବ।

“ପୁଣି ଯେଉଁ ଛାଗ ଗୁଲିବାଣ୍ଟରେ ସଦାପ୍ରଭୁଙ୍କ ନିମନ୍ତେ ହେବ, ହାରୋଣ ତାକୁ ନେଇ ପାପାର୍ଥେ ବଳିଦାନ କରିବ। 10 କିନ୍ତୁ ଗୁଲିବାଣ୍ଟ ଦ୍ୱାରା ଅଜାଜେଲ ନିମନ୍ତେ ସିଦ୍ଧାନ୍ତ କରାଯାଇଥିବା ଛାଗକୁ ସଦାପ୍ରଭୁଙ୍କ ସମ୍ମୁଖରେ ଜୀଅନ୍ତା ଛିଡ଼ା କରାଯିବ। ମରୁଭୂମିର ବାହାରକୁ ଅଜାଜେଲ ଏହି ଛାଗକୁ ପଠାଇବା ଦ୍ୱାରା ଲୋକମାନଙ୍କ ପାଇଁ ହାରୋଣ ପ୍ରାୟଶ୍ଚିତ କରିବ।

11 “ତା’ପରେ ହାରୋଣ ନିଜ ପାଇଁ ପାପାର୍ଥକ ବଳିର ଯେଉଁ ଗୋବତ୍ସ ଆଣିଥିଲା, ନିଜ ପାଇଁ ଓ ନିଜ ଘର ପାଇଁ ପ୍ରାୟଶ୍ଚିତ କରିବ, ପୁଣି ନିଜ ପାପାର୍ଥକ ବଳିର ସେହି ଗୋବତ୍ସକୁ ବଧ କରିବ। 12 ଆଉ ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ଯଜ୍ଞବେଦିରୁ ପ୍ରଜ୍ୱଳିତ ଅଙ୍ଗାର ଉହ୍ମେଇରେ ପୂର୍ଣ୍ଣ କରି ଓ ମୁଠିଏ ଚୂର୍ଣ୍ଣ ସୁଗନ୍ଧିଧୂପ ନେଇ ବିଚ୍ଛେଦ ବସ୍ତ୍ରରେ ଭିତରକୁ ଯିବ। 13 ସଦାପ୍ରଭୁଙ୍କ ସମ୍ମୁଖରେ ଅଗ୍ନି ଉପରେ ସେ ସୁଗନ୍ଧିଧୂପ ଦେବା ଉଚିତ୍। ତାହାଦ୍ୱାରା ନିୟମ-ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ଧୂଆଁର ବାଦଲ ଆଚ୍ଛନ୍ନ ହେଲେ ସେ ମରିବ ନାହିଁ। 14 ତହୁଁ ସେ ଗୋବତ୍ସର କିଛି ରକ୍ତ ନେଇ ପାପାଚ୍ଛାଦନର ପୂର୍ବଆଡ଼େ ଅଙ୍ଗୁଳିରେ ଛିଞ୍ଚିବ। ପୁଣି ପାପାଚ୍ଛାଦନ ସମ୍ମୁଖରେ ଅଙ୍ଗୁଳି ଦ୍ୱାରା ସାତଥର ସେହି ରକ୍ତ ଛିଞ୍ଚିବ।

15 “ଏହା ପରେ ହାରୋଣ ଲୋକମାନଙ୍କର ପାପାର୍ଥକ ବଳିର ଛାଗ ନେଇ ବଧ କରିବ ଓ ତାହାର ରକ୍ତ ବିଚ୍ଛେଦବସ୍ତ୍ରର ଭିତରକୁ ଆଣି, ଯେପରି ଗୋବତ୍ସ ରକ୍ତ ନେଇ କରିଥିଲା, ସେହିପରି ତାହାର ରକ୍ତ ନେଇ କରିବ। ଅର୍ଥାତ୍ ପାପାଚ୍ଛାଦନ ଉପରେ ଓ ପାପାଚ୍ଛାଦନ ସମ୍ମୁଖରେ ତାହା ଛିଞ୍ଚିବ। 16 ଏହିରୂପେ ହାରୋଣ ମହାପବିତ୍ର ସ୍ଥାନକୁ ଶୌଚ କରିବ। ଇସ୍ରାଏଲ ଲୋକମାନଙ୍କ ଅଶୌଚ ଓ ପାପ ପାଇଁ ସେ ପ୍ରାୟଶ୍ଚିତ କରିବ। ହାରୋଣ ସମାଗମ-ତମ୍ବୁ ପାଇଁ ସେହିପରି କରିବ, କାରଣ ଏହା ଅଶୌଚ ମଧ୍ୟରେ ସେମାନଙ୍କ ସହିତ ବାସ କରେ।

17 “ସେହି ସମୟରେ ହାରୋଣ ପ୍ରାୟଶ୍ଚିତ କରିବା ପାଇଁ ପବିତ୍ର ସ୍ଥାନରେ ପ୍ରବେଶ କରିବ, ସେ ନିଜ ପାଇଁ ନିଜ ଘର ପାଇଁ ଓ ଇସ୍ରାଏଲର ସମସ୍ତ ସମାଜ ପାଇଁ ଯେପର୍ଯ୍ୟନ୍ତ ପ୍ରାୟଶ୍ଚିତ କରି ନାହାନ୍ତି ସେପର୍ଯ୍ୟନ୍ତ ସମାଗମ-ତମ୍ବୁରେ କୌଣସି ମଣିଷ ରହିବେ ନାହିଁ। 18 ଆଉ ସେ ବାହାରକୁ ଆସି ସମ୍ମୁଖସ୍ଥିତ ଯଜ୍ଞବେଦି ପାଖକୁ ଯାଇ ତହିଁ ନିମନ୍ତେ ପ୍ରାୟଶ୍ଚିତ କରିବ। ପୁଣି ଗୋବତ୍ସ ଓ ଛାଗର କିଛି ରକ୍ତ ନେଇ ଯଜ୍ଞବେଦିର ଶୃଙ୍ଗ ଉପରେ ଗ୍ଭରିଆଡ଼େ ଦେବ। 19 ତା’ପରେ ସେ ରକ୍ତରୁ କିଛି ନେଇ ଅଙ୍ଗୁଳି ଦ୍ୱାରା ସାତଥର ଛିଞ୍ଚି ଅଶୁଚି ବେଦିକୁ ଶୁଦ୍ଧ କରିବ ଓ ଇସ୍ରାଏଲ ଲୋକମାନଙ୍କ ଅଶୌଚରୁ ତାହା ଶୁଚି କରିବ।

20 “ଏହି ପ୍ରକାରେ ସେ ମହାପବିତ୍ର ସ୍ଥାନ, ସମାଗମ-ତମ୍ବୁ ଓ ଯଜ୍ଞବେଦି ନିମନ୍ତେ ପ୍ରାୟଶ୍ଚିତ କରି ସାରିଲା ଉତ୍ତାରେ ସେହି ଜୀଅନ୍ତା ଛାଗକୁ ଆଣିବ। 21 ପୁଣି ହାରୋଣ ସେହି ଜିଅନ୍ତା ଛାଗର ମସ୍ତକରେ ଆପଣା ଦୁଇହସ୍ତ ରଖି ତାହା ଉପରେ ଇସ୍ରାଏଲ ସନ୍ତାନଗଣର ସମସ୍ତ ଅପରାଧ, ସମସ୍ତ ଅଧର୍ମ ଓ ସମସ୍ତ ପାପ ସ୍ୱୀକାର କରିବ। ଆଉ ତାହା ସବୁ ସେହି ଛାଗର ମସ୍ତକରେ ଅର୍ପଣ କରି ପୂର୍ବରୁ ପ୍ରସ୍ତୁତ ଥିବା ଲୋକ ହସ୍ତରେ ତାହାକୁ ମରୁଭୂମିକୁ ପଠାଇ ଦେବ। 22 ତହୁଁ ସେହି ଛାଗ ସେମାନଙ୍କର ସମସ୍ତ ଅପରାଧ ଆପଣା ମସ୍ତକରେ ବହନ କରି ସେହି ଜନଶୂନ୍ୟ ଦେଶକୁ ନେଇଯିବ। ତାକୁ ନେଇଥିବା ଲୋକଟି ସେହି ସ୍ଥାନରେ ସେ ଛାଗକୁ ଛାଡ଼ିଦେବ।

23 “ତା’ପରେ ହାରୋଣ ସମାଗମ-ତମ୍ବୁକୁ ଆସିବ। ପବିତ୍ର ସ୍ଥାନରେ ପ୍ରବେଶ କରିବା ସମୟରେ ଯେଉଁ ଶଣବସ୍ତ୍ର ପରିଧାନ କରିଥିଲେ, ତାହାକୁ କାଢ଼ି ଦେବ। ସେ ସେଗୁଡ଼ିକୁ ସମାଗମ-ତମ୍ବୁରେ ଛାଡ଼ିଦେବ। 24 ତା’ପରେ ସେ କୌଣସି ପବିତ୍ର ସ୍ଥାନରେ ନିଜର ଶରୀରକୁ ଜଳରେ ଧୌତ କରି ନିଜ ବସ୍ତ୍ର ପିନ୍ଧି ବାହାରକୁ ଆସିବ, ପୁଣି ନିଜର ହୋମବଳି ଓ ଲୋକମାନଙ୍କର ହୋମବଳି ଉତ୍ସର୍ଗ କରି ନିଜ ପାଇଁ ଓ ଲୋକମାନଙ୍କ ପାଇଁ ପ୍ରାୟଶ୍ଚିତ କରିବ। 25 ଆଉ ସେ ପାପାର୍ଥକ ବଳିର ମେଦ ଯଜ୍ଞବେଦିରେ ଦ‌‌‌‌ଗ୍‌‌‌‌ଧ କରିବ।

26 “ପୁଣି ଯେଉଁ ଲୋକ ତ୍ୟାଗର (ଅଜାଜେଲରେ) ଛାଗକୁ ନେଇ ଛାଡ଼ିଥାଏ ସେ ନିଜର ବସ୍ତ୍ର ଧୋଇ ଜଳରେ ସ୍ନାନ କରିବା ଉଚିତ୍। ତା’ପରେ ଛାଉଣିରେ ପ୍ରବେଶ କରିବ।

27 “ଯେଉଁ ପାପାର୍ଥକ ବଳି ଗୋବତ୍ସ ଓ ଛାଗର ରକ୍ତ ମହାପବିତ୍ର ସ୍ଥାନକୁ ଅଣାଯାଇ ପ୍ରାୟଶ୍ଚିତ ହେବା ପାଇଁ ଥିଲା, ସେମାନଙ୍କର ଚର୍ମ, ମାଂସ ଓ ମଳ, ଲୋକମାନେ ଛାଉଣି ବାହାରକୁ ନେଇ ଅଗ୍ନିରେ ଦ‌‌‌‌ଗ୍‌‌‌‌ଧ କରିବେ। 28 ଯେଉଁ ଲୋକ ସେଗୁଡ଼ିକୁ ଦ‌‌‌‌ଗ୍‌‌‌‌ଧ କରିବ, ସେ ତା’ର ବସ୍ତ୍ର ଧୋଇବା ଉଚିତ୍ ଓ ତା’ର ସମସ୍ତ ଶରୀର ଜଳରେ ଭଲ ଭାଗରେ ଧୋଇବ ଏବଂ ତା’ପରେ କେବଳ ସେ ଛାଉଣିରେ ପ୍ରବେଶ କରିବ।

29 “ତୁମ୍ଭମାନଙ୍କ ପାଇଁ ଏହା ଚିରନ୍ତନ ବିଧି ହେବ। ସପ୍ତମ ମାସର ଦଶମ ଦିନରେ ତୁମ୍ଭେମାନେ କିଛି ଖାଦ୍ୟ ଖାଇବା ଉଚିତ୍ ନୁହେଁ। ତୁମ୍ଭମାନଙ୍କ ମଧ୍ୟରେ ସ୍ୱଦେଶୀୟ ହେଉ ବା ବିଦେଶୀୟ ହେଉ ତୁମ୍ଭେମାନେ କୌଣସି ପ୍ରକାର କାମ କରିବା ଉଚିତ୍ ନୁହେଁ। 30 କାରଣ ସେହି ଦିନରେ ତୁମ୍ଭମାନଙ୍କୁ ଶୁଚି କରିବା ନିମନ୍ତେ ତୁମ୍ଭମାନଙ୍କ ପାଇଁ ପ୍ରାୟଶ୍ଚିତ କରାଯିବ। ତୁମ୍ଭେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ନିଜ ନିଜର ସକଳ ପାପରୁ ପରିଷ୍କୃତ ହେବ। 31 ଏହି ଦିନଟି ତୁମ୍ଭମାନଙ୍କ ପାଇଁ ମହାନ୍ ବିଶ୍ରାମ ଦିନ, ତୁମ୍ଭେମାନେ କିଛି ଖାଦ୍ୟ ଖାଇବା ଉଚିତ୍ ନୁହେଁ। ଏହା ଚିରନ୍ତନ ବିଧି।

32 “ପୁଣି ପିତା ବଦଳରେ ଯେଉଁ ପୁତ୍ର ମହାଯାଜକତ୍ୱ ପଦରେ ଅଭିଷିକ୍ତ ଓ ନିଯୁକ୍ତ ହେବ, ସେହି ମହାଯାଜକ ପ୍ରାୟଶ୍ଚିତ କରିବ। ଆଉ ସେ ଶୁଭ୍ରବସ୍ତ୍ର ଅର୍ଥାତ୍ ପବିତ୍ର ବସ୍ତ୍ରସବୁ ପିନ୍ଧିବ। 33 ଆଉ ସେ ମହାପବିତ୍ର ସ୍ଥାନ, ସମାଗମ-ତମ୍ବୁ ଓ ଯଜ୍ଞବେଦି ନିମନ୍ତେ ପ୍ରାୟଶ୍ଚିତ କରିବ। ଆଉ ମଧ୍ୟ ସେ ଯାଜକଗଣ ଓ ସମାଜର ସମସ୍ତ ଲୋକ ନିମନ୍ତେ ପ୍ରାୟଶ୍ଚିତ କରିବ। 34 ପୁଣି ଇସ୍ରାଏଲ ସନ୍ତାନଗଣ ନିମନ୍ତେ ସେମାନଙ୍କର ସମସ୍ତ ପାପ ସକାଶୁ ବର୍ଷ ମଧ୍ୟରେ ଏକ ଥର ପ୍ରାୟଶ୍ଚିତ କରିବାର ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ।”

ତହୁଁ ସେମାନେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ କର୍ମ କଲେ।

ଗୀତସଂହିତା 19

ଦାଉଦଙ୍କର ଏକ ଗୀତ

19 ଆକାଶ ପରମେଶ୍ୱରଙ୍କର ମହିମା ଓ ଗୌରବ ବର୍ଣ୍ଣନା କରେ।
    ଆକାଶ ତାଙ୍କର ହସ୍ତ ନିର୍ମିତ ସମସ୍ତ ଉତ୍ତମ ବସ୍ତୁର ବର୍ଣ୍ଣନା କରେ।
ପ୍ରତି ନୂତନ ଦିନ, ନୂଆ ନୂଆ କାହାଣୀ କହିଗ୍ଭଲେ।
    ପ୍ରତ୍ୟେକ ରାତ୍ରି ପରମେଶ୍ୱରଙ୍କ ଶକ୍ତି ବିଷୟରେ ନାନା ତଥ୍ୟ ପ୍ରଦାନ କରେ।
ତୁମ୍ଭେ କୌଣସି ବାକ୍ୟ କିମ୍ବା ଶବ୍ଦ ଶୁଣିପାର ନାହିଁ
    କାରଣ ଏହା କୌଣସି ଶବ୍ଦ ସୃଷ୍ଟି କରେ ନାହିଁ, ଯାହାକୁ ଆମ୍ଭେ ଶୁଣି ପାରିବା।
କିନ୍ତୁ ସେମାନଙ୍କର “କଣ୍ଠସ୍ୱର” ସମଗ୍ର ପୃଥିବୀରେ ଶୁଣାଯାଏ।
    ସେମାନଙ୍କର “ବାକ୍ୟ” ପୃଥିବୀର ଶେଷ ସୀମାକୁ ଯାଇପାରିବ।

ଆକାଶ ହେଉଛି ସୂର୍ଯ୍ୟର ବାସସ୍ଥଳୀ ଭଳି।
    ସୂର୍ଯ୍ୟ ଆପଣା ଅନ୍ତଃପୂରରୁ ବରପରି ବାହାରି ଆସେ।
ସୂର୍ଯ୍ୟ ଆକାଶରେ ଗ୍ଭଲିବାକୁ ଆରମ୍ଭ କରେ।
    ଠିକ୍ ଯେମିତି ଜଣେ କ୍ରୀଡ଼ାବିତ୍ ଦୌଡ଼ ପ୍ରତିଯୋଗିତାରେ ଦୌଡ଼େ।
ସୂର୍ଯ୍ୟ ଆକାଶର ଗୋଟିଏ ଦିଗରୁ ଅନ୍ୟ ଦିଗ ପର୍ଯ୍ୟନ୍ତ ଦୌଡ଼ି ଦୌଡ଼ି ଯାଏ।
    ତା’ର ଉତ୍ତପ୍ତ କିରଣରୁ କୌଣସି ବସ୍ତୁ ଗୁପ୍ତ ହୋଇ ରହିପାରିବ ନାହିଁ।
    ସଦାପ୍ରଭୁଙ୍କ ନୀତିଶିକ୍ଷାଗୁଡ଼ିକ ଠିକ୍ ସେହିଭଳି।

ପରମେଶ୍ୱରଙ୍କର ଶିକ୍ଷାଗୁଡ଼ିକ ପାରଦର୍ଶୀ।
    ସେଗୁଡ଼ିକ ଲୋକମାନଙ୍କୁ ବଳଶାଳୀ କରେ।
ସଦାପ୍ରଭୁଙ୍କର ବ୍ୟବସ୍ଥାକୁ ବିଶ୍ୱାସ କରାଯାଇପାରେ।
    ଏହା ମୂର୍ଖମାନଙ୍କୁ ଜ୍ଞାନୀ କରେ।
ସଦାପ୍ରଭୁଙ୍କର ବ୍ୟବସ୍ଥାସବୁ ଯଥାର୍ଥ।
    ସେଗୁଡ଼ିକ ଲୋକଙ୍କୁ ସୁଖୀ କରାଏ।
ସଦାପ୍ରଭୁଙ୍କ ଆଜ୍ଞା ନିର୍ମଳ।
    ଏହା ଲୋକମାନଙ୍କୁ ପ୍ରକୃତ ମାର୍ଗରେ ବଞ୍ଚିବା ପାଇଁ ସାହାଯ୍ୟ କରେ।

ସଦାପ୍ରଭୁଙ୍କର ଉପାସନା ଆଲୋକ ସଦୃଶ।
    ଯାହା ଚିରକାଳ ଆହୁରି ଉଜ୍ଜ୍ୱଳ ଆଲୋକ ପ୍ରଦାନ କରେ।
ସଦାପ୍ରଭୁଙ୍କର ବିଗ୍ଭର ପଦ୍ଧତି ନିର୍ମଳ ଓ ନ୍ୟାୟପୂର୍ଣ୍ଣ।
    ସେଗୁଡ଼ିକ ସର୍ବତୋଭାବେ ସତ୍ୟ।
10 ସଦାପ୍ରଭୁଙ୍କର ନୀତିଶିକ୍ଷା ଶୁଦ୍ଧ ସୁବର୍ଣ୍ଣଠାରୁ ଅଧିକ ମୂଲ୍ୟବାନ।
    ସେଗୁଡ଼ିକ ମହୁଠାରୁ ଅଧିକ ମଧୁର, ଯେଉଁ ମହୁ କି ସିଧା ମହୁଫେଣାରୁ ଆସିଥାଏ।
11 ସଦାପ୍ରଭୁଙ୍କର ନୀତିଶିକ୍ଷା ତାଙ୍କର ଦାସମାନଙ୍କୁ ସତର୍କ କରାଇଥାଏ।
    ଯଦି ତୁମ୍ଭେମାନେ ସେଗୁଡ଼ିକୁ ପାଳନ କର, ତୁମ୍ଭେମାନେ ଉତ୍ତମ ପୁରସ୍କାର ପାଇବ।

12 କେହି ନିଜର ସମସ୍ତ ଭ୍ରାନ୍ତ ଧାରଣାକୁ ବୁଝିପାରନ୍ତି ନାହିଁ।
    ତେଣୁ ମୋତେ ଗୁପ୍ତ ପାପ କରିବାରୁ ନିବୃତ୍ତ କର।
13 ମୁଁ ଯେଉଁ ପାପସବୁ କରିବାକୁ ଗ୍ଭହୁଁଛି ମୋତେ ସେଥିରୁ ନିବୃତ୍ତ କର।
    ସେହି ପାପସବୁ ଯେପରି ମୋ’ ଉପରେ ଶାସନ ନ କରୁ।
ତୁମ୍ଭେ ଯଦି ମୋତେ ସାହାଯ୍ୟ କରିବ ତା’ହେଲେ ମୁଁ ଶୁଦ୍ଧ ଜୀବନଯାପନ ସହିତ
    ସମସ୍ତ ପାପରୁ ମୁକ୍ତ ହୋଇ ପାରିବି।
14 ହେ ସଦାପ୍ରଭୁ, ମୁଁ ଆଶା କରୁଛି ମୋର କଥା ଓ ଭାବନା ନିଶ୍ଚୟ ତୁମ୍ଭକୁ ସନ୍ତୁଷ୍ଟ କରିବ।
    ତୁମ୍ଭେ ମୋର ଦୃଢ଼ ବିଶ୍ୱାସର ପଥର ପରି ପ୍ରତୀକ ସଦୃଶ।
    ତୁମ୍ଭେ ହିଁ କେବଳ ମୋର ରକ୍ଷାକର୍ତ୍ତା ଅଟ।

ହିତୋପଦେଶ 30

ଯାକିର ପୁତ୍ର ଆଗୁରର ଜ୍ଞାନପୂର୍ଣ୍ଣ ଉପଦେଶ

30 ଏଗୁଡ଼ିକ ହେଉଛି ଯାକିର ପୁତ୍ର ଆଗୁରର ଜ୍ଞାନପୂର୍ଣ୍ଣ କଥା। ଏହା ହେଉଛି ଇଥୀୟେଲ ଓ ଉକଲଙ୍କ ପାଇଁ ବାର୍ତ୍ତା। [a]

ମୁଁ ହେଉଛି ପୃଥିବୀର ସବୁଠାରୁ ନିର୍ବୋଧଲୋକ। ମୋ’ଠାରେ ମନୁଷ୍ୟର ବିବେଚନା ନାହିଁ। ମୁଁ ଜ୍ଞାନ ଶିକ୍ଷି ନାହିଁ, ପରମେଶ୍ୱରଙ୍କ ବିଷୟରେ ମଧ୍ୟ ମୋର ଜ୍ଞାନ ନାହିଁ। କିଏ କେବେ ସ୍ୱର୍ଗକୁ ଯାଇଛି ଏବଂ ତଳକୁ ଫେରି ଆସିଛି? କୌଣସି ଲୋକ ତା’ର ମୁଷ୍ଟିରେ ବାୟୁକୁ ଏକତ୍ର କରି ନାହିଁ। କୌଣସି ଲୋକ କପଡ଼ାରେ ସମସ୍ତ ଜଳକୁ ବାନ୍ଧି ନାହିଁ। କୌଣସି ଲୋକ ପୃଥିବୀର ସବୁ ସୀମା ନିରୂପଣ କରି ନାହିଁ। ଯଦି କୌଣସି ଲୋକ ଏହା କରିଛି, ସେ କିଏ? ତାଙ୍କର ପୁତ୍ରର ନାମ କ’ଣ?

ପରମେଶ୍ୱରଙ୍କର ପ୍ରତ୍ୟେକ ବାକ୍ୟ ପରୀକ୍ଷାସିଦ୍ଧ, ଯେଉଁମାନେ ତାଙ୍କଠାରେ ଆଶ୍ରୟ ନିଅନ୍ତି, ସେ ସେମାନଙ୍କର ଢାଲ ଅଟନ୍ତି। ତେଣୁ ପରମେଶ୍ୱରଙ୍କର ବାକ୍ୟକୁ ପରିବର୍ତ୍ତନ କରିବାକୁ ଚେଷ୍ଟା କର ନାହିଁ। ଯଦି ତୁମ୍ଭେ ଏପରି କର, ସେ ତୁମ୍ଭକୁ ଶାସ୍ତି ଦେବେ, ଏବଂ ତୁମ୍ଭେ ମିଥ୍ୟା କହୁଛ ବୋଲି ପ୍ରମାଣିତ ହେବ।

ହେ ସଦାପ୍ରଭୁ, ମୋର ମଲା ପୂର୍ବରୁ ମୋତେ ଦୁଇଟି ବର ଦିଅ। ମୋତେ ସହାୟ ହୁଅ, ମୁଁ ଯେପରି ମିଥ୍ୟା ନ କହେ, ମୋତେ ଅତ୍ୟଧିକ ଧନୀ କି ଅତ୍ୟଧିକ ଗରିବ କର ନାହିଁ। ମୋର ପ୍ରତ୍ୟେକ ଦିନର ଆବଶ୍ୟକତା କେବଳ ପୂରଣ କର। ଯଦି ମୋର ଆବଶ୍ୟକତାଠାରୁ ଅଧିକ ଥାଏ, ତେବେ ମୁଁ ହୁଏତ ଚିନ୍ତା କରିପାରେ ଯେ, ମୁଁ ପରମେଶ୍ୱରଙ୍କୁ ଦରକାର କରେ ନାହିଁ। ଯଦି ମୁଁ ଗରିବ, ତେବେ ମୁଁ ଗ୍ଭେରି ହୁଏତ କରିବି ଓ ପରମେଶ୍ୱରଙ୍କ ନାମକୁ ଲଜ୍ଜା ଆଣିବି।

10 ଦାସର ପ୍ରଭୁ ସମ୍ମୁଖରେ ତା’ର କୁତ୍ସାରଟନା କର ନାହିଁ। ଯଦି ତୁମ୍ଭେ ଏପରି କୁହ, ମୁନିବ ତୁମ୍ଭକୁ ବିଶ୍ୱାସ କରିବ ନାହିଁ। ତୁମ୍ଭକୁ ସେ ଅପରାଧୀ ବୋଲି ବିବେଚନା କରିବ।

11 କିଛି ଲୋକ ଅଛନ୍ତି ଯେଉଁମାନେ ତାଙ୍କର ପିତାଙ୍କ ବିରୁଦ୍ଧରେ କହନ୍ତି। ଏବଂ ସେମାନେ ସେମାନଙ୍କର ମାତାଙ୍କୁ ସମ୍ମାନ ଦେଖାଇ ନାହାନ୍ତି।

12 କେତେକ ଲୋକ ନିଜକୁ ବହୁତ ଭଲ ବୋଲି ଭାବନ୍ତି, କିନ୍ତୁ ବାସ୍ତବରେ ସେମାନେ ଅତ୍ୟନ୍ତ ଖରାପ ଲୋକ ଅଟନ୍ତି।

13 କେତେକ ଲୋକ ଅଛନ୍ତି, ଯେଉଁମାନେ ଭାବନ୍ତି ସେମାନେ ବହୁତ ଭଲ। ସେମାନେ ଭାବନ୍ତି ଅନ୍ୟମାନଙ୍କଠାରୁ ଯଥେଷ୍ଟ ଭଲ।

14 କେତେକ ଲୋକ ଅଛନ୍ତି, ସେମାନଙ୍କର ବାକ୍ୟ ଖଣ୍ଡାଧାରଠାରୁ ତୀ‌‌‌କ୍ଷ୍‌‌‌ଣ। ସେମାନଙ୍କର ଦାନ୍ତ ଛୁରୀପରି ଅଟେ। ସେମାନେ ଏହାକୁ ଦରିଦ୍ର ଲୋକମାନଙ୍କୁ ଗ୍ରାସ କରିବାକୁ ବ୍ୟବହାର କରନ୍ତି।

15 କେତେକ ଲୋକ ଅଛନ୍ତି ସେମାନେ ସବୁ ନେବାକୁ ଗ୍ଭହାନ୍ତି। ସେମାନେ ସର୍ବଦା କହନ୍ତି, “ମୋତେ ଦିଅ, ମୋତେ ଦିଅ।” ଏପରି ତିନୋଟି କଥାରେ ସେମାନେ ଆଦୌ ସନ୍ତୁଷ୍ଟ ନୁହନ୍ତି। ଏବଂ ଚତୁର୍ଥଟି କେବେହେଲେ କହେ ନାହିଁ, “ମୋର ପାଖରେ ଯଥେଷ୍ଟ ଅଛି।” 16 ମୃତ୍ୟୁର ସ୍ଥାନ, ବନ୍ଧ୍ୟା ସ୍ତ୍ରୀ, ଜଳରେ ଅତୃପ୍ତ ଭୂମି ଓ ଅଗ୍ନି ଯେଉଁମାନେ କହନ୍ତି ନାହିଁ, ଯଥେଷ୍ଟ ହେଲା।

17 ଯେଉଁ ବ୍ୟକ୍ତି ତା’ର ପିତାଙ୍କୁ ପରିହାସ କରେ ଓ ତା’ର ମାତାଙ୍କୁ ସମ୍ମାନ କରେ ନାହିଁ, ସେ ଦଣ୍ଡିତ ହେବ। ଏହିପରି ତା’ ପାଇ ହେବ। ତା’ର ଚକ୍ଷୁକୁ ଶାଗୁଣାମାନେ ତାଢ଼ି ପକାଇବେ, ଡାମରା କାଉମାନେ ସେଗୁଡ଼ିକୁ ଖାଇଯିବେ।

18 ତିନି କଥା ମୋତେ ରହସ୍ୟ ପରି ଲାଗେ। ପୁଣି ଗ୍ଭରି କଥା ମୁଁ ଜାଣେ ନାହିଁ। 19 ଆକାଶରେ ଉତ୍କ୍ରୋଶପକ୍ଷୀର ଗତି, ପ୍ରସ୍ତରରେ ସର୍ପର ଗତି, ସମୁଦ୍ର ମଧ୍ୟରେ ଜାହାଜର ଗତି, ଯୁବତୀଠାରେ ପୁରୁଷର ଗତି।

20 ସେହିପରି ବ୍ୟଭିଗ୍ଭରିଣୀ ସ୍ତ୍ରୀର ଗତି। ସେ ଖାଇ ମୁହଁ ପୋଛି ଦିଏ ଓ କହେ, “ମୁଁ କିଛି ଅଧର୍ମ କରି ନାହିଁ।”

21 ତିନି କଥାର ଭାରରେ ପୃଥିବୀ କମ୍ପିତ ହୁଏ। ପୁଣି ଗ୍ଭରି କଥାର ଭାରରେ ମଧ୍ୟ ତାହା ସେ ସହିପାରେ ନାହିଁ। 22 ଦାସର ଭାର ଯେତେବେଳେ ସେ ରାଜତ୍ୱ କରେ, ମୂର୍ଖର ଭାର ଯେତେବେଳେ ସେ ଆହାରରେ ପରିତୃପ୍ତ। 23 କେହି ଭଲ ପାଉ ନ ଥିବା ସ୍ତ୍ରୀଲୋକକୁ ଯାହାର ବିବାହ ହୋଇଯାଏ। ଏବଂ ଗ୍ଭକରାଣୀର ଭାର ଯେତେବେଳେ ସେ ତା’ର ମାଲିକାଣିର ସ୍ଥାନ ନିଏ।

24 ଗ୍ଭରି ପ୍ରାଣୀ ପୃଥିବୀରେ ସାନ, ମାତ୍ର ସେମାନେ ଅତିଶୟ ଜ୍ଞାନବାନ୍ ଅଟନ୍ତି।

25 ପିମ୍ପୁଡ଼ି ଜାତି ଦୁର୍ବଳ ଅଟନ୍ତି, ମାତ୍ର ଅତିଶୟ ଜ୍ଞାନବାନ, ସେମାନେ ଗ୍ରୀଷ୍ମ ସମୟରେ ସେମାନଙ୍କର ଖାଦ୍ୟ ସଞ୍ଚୟ କରି ରଖନ୍ତି।

26 ଶାଫନ୍ ଜନ୍ତୁଗଣ ଶକ୍ତିହୀନ ଜାତି, ମାତ୍ର ସେମାନେ ଶୈଳରେ ଆପଣାର ବସା ନିର୍ମାଣ କରନ୍ତି।

27 ପଙ୍ଗପାଳମାନଙ୍କର କୌଣସି ରାଜା ନାହିଁ, ତଥାପି ସେମାନେ ଦଳବଦ୍ଧ ହୋଇ ଗମନ କରନ୍ତି।

28 ଝିଟିପିଟି ହସ୍ତଦ୍ୱାରା ଧରେ, ତଥାପି ସେ ରାଜାର ଅଟ୍ଟାଳିକାରେ ଥାଏ।

29 ତିନିପ୍ରାଣୀ ଗୌରବଶାଳୀ ଅଟନ୍ତି, ଯେତେବେଳେ ସେମାନେ ସୈନିକ ରୀତିରେ ଅଗ୍ରସର ହୁଅନ୍ତି। ପୁଣି ଗ୍ଭରିପ୍ରାଣୀ ଗୌରବଶାଳୀ ଅଟନ୍ତି ଯେତେବେଳେ ସେମାନେ ଗ୍ଭଲନ୍ତି।

30 ସମସ୍ତ ପଶୁମାନଙ୍କ ମଧ୍ୟରେ ସବୁଠୁ ଶକ୍ତିଶାଳୀ ସିଂହ, କାହାକୁ କେବେ ଭୟ କରେ ନାହିଁ।

31 ଯୁଦ୍ଧାଶ୍ୱ, ଛାଗ ଓ ରାଜା ଯାହା ବିରୁଦ୍ଧରେ କେହି ଉଠେ ନାହିଁ।

32 ଯଦି ତୁମ୍ଭେ ଆପଣାକୁ ଉଚ୍ଚ କରିବାରେ ମୂଢ଼ର କର୍ମ କରିଥାଅ, କିମ୍ବା ଯଦି କୁକଳ୍ପନା କରୁଥାଅ, ତେବେ ଆପଣା ମୁଖରେ ହାତ ଦିଅ।

33 କାରଣ ଯେପରି ଦୁ‌ଗ୍‌ଧମନ୍ଥନରୁ ଲହୁଣୀ ବାହାରେ ଓ ନାସିକା ମନ୍ଥନରେ ରକ୍ତ ବାହାରେ, ଠିକ୍ ସେହିପରି କ୍ରୋଧ ମନ୍ଥନରେ ବିବାଦ ବାହାରେ।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 1

ଖ୍ରୀଷ୍ଟ ଯୀଶୁଙ୍କ ପ୍ରେରିତ, ପାଉଲଙ୍କଠାରୁ ନମସ୍କାର। ଆମ୍ଭର ଉଦ୍ଧାରକର୍ତ୍ତା ପରମେଶ୍ୱରଙ୍କ ଆଦେଶ ଦ୍ୱାରା ପ୍ରେରିତ ଏବଂ ଆମ୍ଭମାନଙ୍କର ଭରସା ଖ୍ରୀଷ୍ଟ ଯୀଶୁ।

ଏହି ପତ୍ର ତୀମଥିଙ୍କ ପାଇଁ। ତୁମ୍ଭେ ବିଶ୍ୱାସ କରୁଥିବାରୁ ମୋର ପ୍ରକୃତ ପୁତ୍ର ଅଟ।

ପରମପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ତୁମ୍ଭକୁ ଅନୁଗ୍ରହ, ଦୟା ଓ ଶାନ୍ତି ମିଳୁ।

ଅସତ୍ୟ ଉପଦେଶ ବିରୁଦ୍ଧରେ ସତର୍କତା

ମୁଁ ଗ୍ଭହେଁ ଯେ ତୁମ୍ଭେ ଏଫିସଠାରେ ରୁହ। ମାକିଦନିଆ ଯିବା ବେଳେ ମୁଁ ତୁମ୍ଭକୁ ତାହା କରିବା ପାଇଁ ଅନୁରୋଧ କରି କହିଥିଲି। ଏଫିସଠାରେ କେତେ ଲୋକ ଭ୍ରାନ୍ତ ଶିକ୍ଷାଗୁଡ଼ିକ ଦେଉଛନ୍ତି। ଏଫିସଠାରେ ରହି ତୁମ୍ଭେ ସେମାନଙ୍କୁ ଭ୍ରାନ୍ତ ଶିକ୍ଷା ନ ଦେବା ପାଇଁ ଆଦେଶ ଦେଇ ପାରିବ। ସେମାନଙ୍କୁ କୁହ ଯେ, ସେମାନେ ଅସତ୍ୟ କଥାଗୁଡ଼ିକ କହି ଓ ବଂଶାବଳୀର ଲମ୍ବା ନାମସୂଚୀଗୁଡ଼ିକ ଦେଇ ସମୟ ନଷ୍ଟ କରନ୍ତୁ ନାହିଁ। କାରଣ ସେଗୁଡ଼ିକ ଦ୍ୱାରା କେବଳ ତର୍କବିତର୍କ ହୁଏ। ସେଗୁଡ଼ିକ ପରମେଶ୍ୱରଙ୍କ କାମ ପାଇଁ ସାହାଯ୍ୟ କରେ ନାହିଁ। କେବଳ ବିଶ୍ୱାସ ଦ୍ୱାରା ପରମେଶ୍ୱରଙ୍କ କାମ ସାଧନ ହୋଇଥାଏ। ଏହି ଆଦେଶର ଲକ୍ଷ୍ୟ ଯେ, ଲୋକମାନେ ପ୍ରେମ ଗ୍ରହଣ କରନ୍ତୁ। ଏହି ପ୍ରେମ ପାଇବା ଲାଗି ଲୋକଙ୍କର ପବିତ୍ର ହୃଦୟ ଥିବା ଆବଶ୍ୟକ ଓ ସେମାନେ ଯାହା ଠିକ୍ ବୋଲି ଜାଣନ୍ତି ତାହା ନିଶ୍ଚୟ କରିବା ଦରକାର ଏବଂ ସେମାନଙ୍କ ସତ୍ୟ ବିଶ୍ୱାସ ତାହାଙ୍କଠାରେ ଥିବା ଦରକାର। କେତେ ଲୋକ ଏହି ବିଷୟ ଗୁଡ଼ିକ ପ୍ରତି ଧ୍ୟାନ ନ ଦେଇ, ପଥଭ୍ରଷ୍ଟ ହୋଇଛନ୍ତି। ସେମାନେ ଏବେ ମୂଲ୍ୟହୀନ କଥାଗୁଡ଼ିକ କୁହନ୍ତି। ସେହି ଲୋକମାନେ ବ୍ୟବସ୍ଥାର [a] ଶିକ୍ଷାଦାତା ହେବାକୁ ଗ୍ଭହାନ୍ତି। କିନ୍ତୁ ସେମାନେ କ’ଣ କହୁଛନ୍ତି, ତାହା ଜାଣନ୍ତି ନାହିଁ। ସେମାନେ ଯେଉଁ ବିଷୟ ଗୁଡ଼ିକୁ ନିଶ୍ଚିତ ଭାବେ ଜାଣିବା ଭଳି ଜୋର୍ ଦେଇ କହୁଛନ୍ତି, ସେହି ଶିକ୍ଷାଗୁଡ଼ିକୁ ସେମାନେ ନିଜେ ମଧ୍ୟ ବୁଝି ନ ଥା’ନ୍ତି।

ଆମ୍ଭେ ଜାଣୁ ଯେ, ବ୍ୟବସ୍ଥା ଭଲ, ଯଦି ଲୋକେ ଠିକ୍ ଭାବରେ ଏହାକୁ ବ୍ୟବହାର କରନ୍ତି। ଆମ୍ଭେ ଏହା ମଧ୍ୟ ଜାଣିଛୁ ଯେ, ଭଲ ଲୋକଙ୍କ ଲାଗି ବ୍ୟବସ୍ଥାର ଆବଶ୍ୟକତା ନାହିଁ। ଯେଉଁ ଲୋକମାନେ ବ୍ୟବସ୍ଥା ବିରୋଧୀ ଓ ଆଜ୍ଞାଧୀନ ନୁହନ୍ତି, ସେହିମାନଙ୍କ ଲାଗି ବ୍ୟବସ୍ଥା ନିର୍ମିତ ହୋଇଛି। ଯେଉଁମାନେ ପରମେଶ୍ୱରଙ୍କ ବିରୋଧୀ ଏବଂ ପାପୀ, ଅପବିତ୍ର, ଧର୍ମବିହୀନ, ପିତାମାତାଙ୍କ ହତ୍ୟାକାରୀ ତଥା ନରହତ୍ୟାକାରୀ, 10 ଯୌନ ପାପାଚରଣ କରୁଥିବା ଲୋକେ, ସମଲିଙ୍ଗୀ ଯୌନ ଅଭିଳାଷୀ, ଦାସମାନଙ୍କ ବିକ୍ରେତା, ମିଥ୍ୟାବାଦୀ, ମିଥ୍ୟା ଶପଥ ନେଉଥିବା ଲୋକେ ଓ ପରମେଶ୍ୱରଙ୍କ ସ‌ତ୍‌‌ଶିକ୍ଷାର ବିରୋଧାଚରଣ କରୁଥିବା ଯେକୌଣସି ବ୍ୟକ୍ତି ପାଇଁ ବ୍ୟବସ୍ଥା ଆବଶ୍ୟକ। 11 ଏହି ଉପଦେଶ ପରମେଶ୍ୱର ମୋତେ ପ୍ରଗ୍ଭର କରିବାକୁ ଦେଇଥିବା ସୁସମାଗ୍ଭରର ଅଂଶବିଶେଷ। ଏହି ମହିମାମୟ ସୁସମାଗ୍ଭର ପରମଧନ୍ୟ ପରମେଶ୍ୱରଙ୍କଠାରୁ ଆସିଛି।

ଅନୁଗ୍ରହ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ

12 ମୋ’ ପ୍ରତି ଭରସା ରଖି ଏହି ସେବା କାର୍ଯ୍ୟରେ ନିଯୁକ୍ତ କରିଥିବାରୁ ମୁଁ ଆମ୍ଭ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କୁ ଧନ୍ୟବାଦ ଦିଏ। ସେ ମୋତେ ଶକ୍ତି ପ୍ରଦାନ କରନ୍ତି। 13 ଅତୀତରେ ମୁଁ ଯୀଶୁଙ୍କ ବିରୁଦ୍ଧରେ କହିଛି, ତାହାଙ୍କୁ ତାଡ଼ନା ଦେଇଛି ଓ ତାହାଙ୍କୁ ଆଘାତ ଦେବା ଭଳି କାର୍ଯ୍ୟମାନ କରିଛି। କିନ୍ତୁ ମୁଁ କ’ଣ କରୁଛି ବୋଲି ଜାଣି ନ ଥିବାରୁ, ପରମେଶ୍ୱର ମୋତେ ଦୟା କଲେ। ଅବିଶ୍ୱାସୀ ଥିଲାବେଳେ ମୁଁ ସେପରି କରିଥିଲି। 14 କିନ୍ତୁ ପ୍ରଭୁଙ୍କର ଅନୁଗ୍ରହ ମୋତେ ସମ୍ପୂର୍ଣ୍ଣ ଭାବେ ମିଳିଲା। ସେହି ଅନୁଗ୍ରହ ସହିତ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ବିଶ୍ୱାସ ଓ ପ୍ରେମ ମଧ୍ୟ ମୋତେ ମିଳିଲା।

15 ମୁଁ ଯାହା କହୁଛି ତାହା ସତ୍ୟ ଓ ତୁମ୍ଭେ ଏହାକୁ ପୂର୍ଣ୍ଣ ଭାବରେ ଗ୍ରହଣ କରିବା ଉଚିତ୍ ଯେ ପାପୀମାନଙ୍କୁ ଉଦ୍ଧାର କରିବା ପାଇଁ ଖ୍ରୀଷ୍ଟ ଯୀଶୁ ଜଗତକୁ ଆସିଥିଲେ। ମୁଁ ସେମାନଙ୍କ ମଧ୍ୟରେ ସବୁଠାରୁ ଜଘନ୍ୟ ପାପୀ। 16 କିନ୍ତୁ ମୋତେ ଅନୁଗ୍ରହ ମିଳିଲା। ମୋତେ ଅନୁଗ୍ରହ ଦିଆଗଲା, ଯାହାଦ୍ୱାରା ଖ୍ରୀଷ୍ଟ ଯୀଶୁ ପ୍ରମାଣିତ କଲେ ଯେ ସେ ମୋ’ ପ୍ରତି ଅସୀମ ଧୈର୍ଯ୍ୟ ଦେଖାଇଛନ୍ତି। ମୋ’ ଭଳି ବଡ଼ ପାପୀ ପ୍ରତି ସେ ଧୈର୍ଯ୍ୟଶୀଳତା ଦେଖାଇଲେ। ଯେଉଁମାନେ ତାହାଙ୍କୁ ବିଶ୍ୱାସ କରିବେ, ଅନନ୍ତ ଜୀବନ ଲାଭ କରିବେ। ସେମାନଙ୍କ ପାଇଁ ମୁଁ ଯେପରି ଆଦର୍ଶ ସ୍ୱରୂପ ହୁଏ, ସେଥିପାଇଁ ଖ୍ରୀଷ୍ଟ ଯୀଶୁ ଗ୍ଭହିଁଲେ। 17 ସେହି ଅନନ୍ତକାଳୀନ ରାଜାଙ୍କର ଗୌରବ ଓ ସମ୍ଭ୍ରମ ହେଉ। ସେ ଅଦୃଶ୍ୟ ଓ ଅକ୍ଷୟ। ଗୌରବ ଓ ସମ୍ଭ୍ରମ ଯୁଗେ ଯୁଗେ କେବଳ ପରମେଶ୍ୱରଙ୍କର। ଆମେନ୍।

18 ତୀମଥି! ତୁମ୍ଭେ ମୋ’ ପୁତ୍ର ଭଳି। ମୁଁ ତୁମ୍ଭକୁ ଏହି ଆଦେଶ ଦେଉଛି। ଅତୀତରେ ତୁମ୍ଭ ବିଷୟରେ ଯାହାସବୁ ଭବିଷ୍ୟ‌‌ଦ୍‌‌‌‌ବାଣୀ କୁହା ଯାଇଥିଲା, ତା’ସହିତ ଏହି ଆଦେଶଟି ଏକମତ ଅଟେ। ମୁଁ ତୁମ୍ଭକୁ ଏଗୁଡ଼ିକ କହୁଛି, ଯେପରି ତୁମ୍ଭେ ସେହି ଭବିଷ୍ୟ‌‌ଦ୍‌‌‌‌ବାଣୀର ଅନୁସରଣ କରିବ ଓ ବିଶ୍ୱାସର ଉତ୍ତମ ଲଢ଼େଇ ଲଢ଼ି ପାରିବ। 19 ବିଶ୍ୱାସ ଜାରି ରଖ। ଯାହା ଠିକ୍ ବୋଲି ଭାବୁଛ, ତାହା କର। କେତେ ଲୋକ ଏହା କରି ନାହାନ୍ତି। ତେଣୁ ସେମାନଙ୍କର ବିଶ୍ୱାସ ନଷ୍ଟ ହୋଇଛି। 20 ହୁମନାୟ ଓ ଆଲେକ୍‌ଜାଣ୍ଡାର ସେମାନଙ୍କ ମଧ୍ୟରୁ କେତେକ ଅଟନ୍ତି। ମୁଁ ସେମାନଙ୍କୁ ଶୟତାନ ହାତରେ ଦେଇଛି, ଯାହା ଫଳରେ ସେମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଆଉ ନ କହିବାକୁ ଶିକ୍ଷା ଲାଭ କରିବେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center