Print Page Options
Previous Prev Day Next DayNext

M’Cheyne Bible Reading Plan

The classic M'Cheyne plan--read the Old Testament, New Testament, and Psalms or Gospels every day.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଲେବୀୟ ପୁସ୍ତକ 19

ଇସ୍ରାଏଲ ପରମେଶ୍ୱରଙ୍କ ଅଧିକାରରେ

19 ସଦାପ୍ରଭୁ ମୋଶାଙ୍କୁ କହିଲେ, “ଇସ୍ରାଏଲର ସମସ୍ତ ସନ୍ତାନଗଣଙ୍କୁ କୁହ, ତୁମ୍ଭେମାନେ ପବିତ୍ର ହେବ। କାରଣ ଆମ୍ଭେ ସଦାପ୍ରଭୁ କୁମ୍ଭମାନଙ୍କର ପରମେଶ୍ୱର ପବିତ୍ର ଅଟୁ।

“ତୁମ୍ଭେମାନେ ପ୍ରତ୍ୟେକ ନିଜ ନିଜ ପିତାମାତାଙ୍କୁ ଭୟ ଓ ସମ୍ମାନ କରିବ। ଏବଂ ମୋର ବିଶ୍ରାମ ଦିନ ପାଳନ କରିବ, କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ।

“ଆଉ ତୁମ୍ଭେମାନେ ପ୍ରତିମାଗଣକୁ ଉପାସନା କରିବା ଉଚିତ୍ ନୁହେଁ। କୌଣସି ଦେବତା ନିର୍ମାଣ କର ନାହିଁ। ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ।

“ତୁମ୍ଭେମାନେ ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳିଦାନ କର, ତେବେ ତାହା ଗୃହୀତ ହେବା ପାଇଁ ବିଧି ଅନୁସାରେ ଉତ୍ସର୍ଗ କରିବ। ବଳିଦାନ ଦିନ କିମ୍ବା ତା’ର ପରଦିନ ତାହା ଭୋଜନ କରାଯିବ। ଯଦି ତୃତୀୟ ଦିନକୁ ଅବଶିଷ୍ଟ ବଞ୍ଚିବ ତେବେ ତାକୁ ଦ‌‌‌‌ଗ୍‌‌‌‌ଧ କରିବ। ଯେବେ ତୃତୀୟ ଦିନ ତହିଁରୁ କିଛି ଭୋଜନ କରାଯିବ। ତେବେ ତାହା ଘୃଣ୍ୟଯୋଗ୍ୟ ଓ ଅଗ୍ରାହ୍ୟ ହେବ। ଆଉ ତହିଁର ଭୋକ୍ତା ନିଜ ଅପରାଧ ବହନ କରିବ। କାରଣ ସେ ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ଅପବିତ୍ର କଲା। ତେଣୁ ନିଜ ଲୋକମାନଙ୍କଠାରୁ ପୃଥକ ରହିବ।

“ତୁମ୍ଭେମାନେ ଅମଳ ସମୟରେ ଯେବେ ଶସ୍ୟ କାଟୁଛ ତେବେ କ୍ଷେତ୍ରକୁ ନିଃଶେଷ କରି ଶସ୍ୟ କାଟିବ ନାହିଁ। କିମ୍ବା ନିଜ ଶସ୍ୟକ୍ଷେତ୍ରରୁ ତ୍ୟକ୍ତ ଶସ୍ୟ ସାଉଣ୍ଟିବ ନାହିଁ। 10 ପୁଣି ତୁମ୍ଭର ଦ୍ରାକ୍ଷାକ୍ଷେତ୍ରରୁ ସମ୍ପୂର୍ଣ୍ଣ ଦ୍ରାକ୍ଷା ଖୁଣ୍ଟି ତୋଳିବ ନାହିଁ କିମ୍ବା କ୍ଷେତ୍ରରେ ପଡ଼ିଥିବା ଫଳ ସାଉଣ୍ଟିବ ନାହିଁ। ସେଗୁଡ଼ିକୁ ଦରିଦ୍ର ଓ ବିଦେଶୀମାନଙ୍କ ପାଇଁ ଛାଡ଼ିଦେବ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।

11 “ତୁମ୍ଭେମାନେ ଗ୍ଭେରି କରିବ ନାହିଁ, ଅନ୍ୟମାନଙ୍କୁ ପ୍ରତାରଣା କରିବ ନାହିଁ କିମ୍ବା ପରସ୍ପର ମିଥ୍ୟା କହିବ ନାହିଁ। 12 ଆଉ ତୁମ୍ଭେମାନେ ଆମ୍ଭ ନାମ ନେଇ ମିଥ୍ୟା ରାଣ କରିବ ନାହିଁ। ତାହାହେଲେ ତୁମ୍ଭେମାନେ ଆପଣା ପରମେଶ୍ୱରଙ୍କ ନାମ ଅପବିତ୍ର କରିବ, ଆମ୍ଭେ ସଦାପ୍ରଭୁ।

13 “ତୁମ୍ଭେମାନେ ଆପଣା ପ୍ରତିବାସୀ ପ୍ରତି ଅନ୍ୟାୟ କରିବ ନାହିଁ ଓ ତାଙ୍କଠାରୁ ଗ୍ଭେରି କରିବ ନାହିଁ। ପୁଣି ବେତନଜୀବିର ବେତନ ରାତ୍ରିଠାରୁ ସକାଳ ଯାଏ ତୁମ୍ଭ ପାଖରେ ରହିବ ନାହିଁ।

14 “ତୁମ୍ଭେ ବଧିରକୁ ଅଭିଶାପ ଦେବ ନାହିଁ ଓ ଅନ୍ଧ ଆଗରେ ଝୁଣ୍ଟିବାର ବସ୍ତୁ ରଖିବ ନାହିଁ। ମାତ୍ର ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଭୟ କରିବ, ଆମ୍ଭେ ସଦାପ୍ରଭୁ ଅଟୁ।

15 “ତୁମ୍ଭେମାନେ ବିଗ୍ଭରରେ ପକ୍ଷପାତ କରିବ ନାହିଁ, ତୁମ୍ଭେମାନେ ଦରିଦ୍ର ପ୍ରତି ସ୍ୱତନ୍ତ୍ର ସୁବିଧା ଦେବ ନାହିଁ କିମ୍ବା ବିଗ୍ଭରରେ ଧନୀ ପ୍ରତି ଅଧିକ ଗୁରୁତ୍ୱ ଦେବ ନାହିଁ। ତୁମ୍ଭର ପଡ଼ୋଶୀମାନଙ୍କ ପ୍ରତି ନ୍ୟାୟ ବିଗ୍ଭର କରିବ। 16 ତୁମ୍ଭେ ଖଳ କହି ଆପଣା ଲୋକମାନଙ୍କ ମଧ୍ୟରେ ଏଣେ ତେଣେ ବୁଲିବ ନାହିଁ କିମ୍ବା ପ୍ରତିବାସୀର ଜୀବନ ପ୍ରତି ବିପଦ ଆସିଲା ଭଳି କୌଣସି କାର୍ଯ୍ୟ କରିବ ନାହିଁ। ଆମ୍ଭେ ସଦାପ୍ରଭୁ।

17 “ତୁମ୍ଭେ ହୃଦୟରେ ଆପଣା ଭାଇ ପ୍ରତି ଘୃଣାଭାବ ରଖିବ ନାହିଁ। ଯଦି ତୁମ୍ଭର ପଡ଼ୋଶୀ ତୁମ୍ଭ ପ୍ରତି କିଛି ଅନ୍ୟାୟ କରେ ତେବେ ତାକୁ ଅନୁଯୋଗ କରିବ, ମାତ୍ର ତାକୁ କ୍ଷମା ଦେବ। ତା’ହେଲେ ତୁମ୍ଭେ ପାପର ଭାଗି ହେବ ନାହିଁ। 18 ତୁମ୍ଭେ ଆପଣା ଲୋକମାନଙ୍କ ସନ୍ତାନଗଣଙ୍କୁ ପ୍ରତିହିଂସା କି ଦ୍ୱେଷ କରିବ ନାହିଁ। ବରଂ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କରିବ, ଆମ୍ଭେ ସଦାପ୍ରଭୁ।

19 “ତୁମ୍ଭେମାନେ ଆମ୍ଭର ବିଧିସକଳ ପାଳନ କରିବ। ତୁମ୍ଭେ ଭିନ୍ନଜାତୀୟ ପଶୁ ସହିତ ଆପଣା ପଶୁମାନଙ୍କୁ ସଙ୍ଗମ କରିବାକୁ ଦେବ ନାହିଁ। ପୁଣି ନିଜ କ୍ଷେତରେ ମିଶ୍ରିତ ବୀଜ ବୁଣିବ ନାହିଁ କିମ୍ବା ଦୁଇ ପ୍ରକାର ସୂତା ମିଶ୍ରିତ ବସ୍ତ୍ର ବିନ୍ଧିବ ନାହିଁ।

20 “ଅନ୍ୟ ଲୋକର କ୍ରୀତଦାସୀ ସହିତ ଜଣେ ଯଦି ଯୌନ ସମ୍ପର୍କ ରଖେ ତେବେ ସେ ଦଣ୍ଡନୀୟ ହେବ। ଅବଶ୍ୟ ତା’ର ପ୍ରାଣଦଣ୍ଡ ହେବ ନାହିଁ, କାରଣ ସେ ସ୍ତ୍ରୀଲୋକ ମୁକ୍ତ ନୁହେଁ। 21 ପୁଣି ସେ ପୁରୁଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଆପଣାର ଦୋଷାର୍ଥକ ବଳି ଅର୍ଥାତ୍ ଦୋଷାର୍ଥକ ମେଷ ଆଣିବ। 22 ଆଉ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଦୋଷାର୍ଥକ ମେଷ ଦ୍ୱାରା ସେ ଯେଉଁ ପାପଗୁଡ଼ିକ କରିଅଛି, ସେହି ପାପଗୁଡ଼ିକ ସକାଶେ ସେ ପ୍ରାୟଶ୍ଚିତ କରିବ ଓ ସେହି ପାପଗୁଡ଼ିକ କ୍ଷମା ହେବ।

23 “ଭବିଷ୍ୟତରେ ତୁମ୍ଭେମାନେ ତୁମ୍ଭମାନଙ୍କର ଦେଶରେ ପ୍ରବେଶ କରିବ। ତୁମ୍ଭେମାନେ ଭୋଜନାର୍ଥେ ସେତେବେଳେ ବହୁପ୍ରକାର ଫଳବୃକ୍ଷ ରୋପଣ କରିବ। ମାତ୍ର ବୃକ୍ଷ ରୋପଣ ପରେ ତୁମ୍ଭେମାନେ ତିନି ବର୍ଷ ପର୍ଯ୍ୟନ୍ତ ଅପେକ୍ଷା କରିବ। ସେଥିରୁ କୌଣସି ଫଳ ବ୍ୟବହାର କରିବ ନାହିଁ। କାରଣ ତାହା ଅଶୁଚି। 24 ଚତୁର୍ଥ ବର୍ଷରେ ତହିଁର ସମସ୍ତ ଫଳ ସଦାପ୍ରଭୁଙ୍କ ପ୍ରଶଂସାର୍ଥକ ଉପହାରରୂପେ ପବିତ୍ର ହେବ। 25 ତା’ପରେ ପଞ୍ଚମ ବର୍ଷରେ ତୁମ୍ଭେମାନେ ସେ ବୃକ୍ଷରୁ ଫଳ ଖାଇ ପାରିବ। ତହିଁରେ ତୁମ୍ଭମାନଙ୍କ ପାଇଁ ପ୍ରଚୁର ଫଳ ଫଳିବ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।

26 “ତୁମ୍ଭେମାନେ ରକ୍ତ ସହିତ କୌଣସି ଦ୍ରବ୍ୟ ଭୋଜନ କରିବ ନାହିଁ।

“ଆଉ ତୁମ୍ଭେମାନେ ଗଣକତା ବା ଶୁଭାଶୁଭ କହିବାର ବିଦ୍ୟା ବ୍ୟବହାର କରିବ ନାହିଁ।

27 “ତୁମ୍ଭେମାନେ ନିଜ ନିଜ ମସ୍ତକର କୋଣସବୁ ଗୋଲାକାର କରିବ ନାହିଁ କିମ୍ବା ନିଜ ନିଜ ଦାଢ଼ିର କୋଣ ମୁଣ୍ଡନ କରିବ ନାହିଁ। 28 ପୁଣି ତୁମ୍ଭେମାନେ ମୃତ ଲୋକ ପାଇଁ ନିଜ ନିଜ ଶରୀରରେ ଅସ୍ତ୍ରାଘାତ କରିବ ନାହିଁ କିମ୍ବା ଦେହରେ ଚିତା କୁଟାଇବ ନାହିଁ। ଆମ୍ଭେ ସଦାପ୍ରଭୁ ଅଟୁ।

29 “ତୁମ୍ଭେ ନିଜର କନ୍ୟାକୁ ବେଶ୍ୟା କରି ଅପବିତ୍ର କରିବ ନାହିଁ। ତାହାହେଲେ ଦେଶ ବେଶ୍ୟାବୃତ୍ତିରେ ପତିତ ହେବ ଓ ଦେଶ ପାପରେ ପରିପୂର୍ଣ୍ଣ ହେବ।

30 “ତୁମ୍ଭେମାନେ ଆମ୍ଭ ବିଶ୍ରାମ ଦିନ ପାଳନ କରିବ ଓ ଆମ୍ଭର ପବିତ୍ର ସ୍ଥାନକୁ ସମାଦର କରିବ। ଆମ୍ଭେ ସଦାପ୍ରଭୁ ଅଟୁ।

31 “ତୁମ୍ଭେମାନେ ଭୂତୁଡ଼ିଆ କି ଗୁଣିଆମାନଙ୍କର ଅନୁସରଣ କର ନାହିଁ। ସେମାନଙ୍କ ନିକଟକୁ ଗଲେ, ସେମାନଙ୍କର ଦ୍ୱାରା ଅପବିତ୍ର ହେବ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।

32 “ବୃଦ୍ଧ ଲୋକଙ୍କୁ ସମ୍ମାନ ଦିଅ। ସେମାନେ ତୁମ୍ଭ ପାଖକୁ ଆସିଲେ ଛିଡ଼ା ହୋଇଯାଅ, ଛିଡ଼ା ହୋଇ ଥିଲେ ତାଙ୍କୁ ସମାଦର କରିବ। ତୁମ୍ଭେମାନେ ତୁମ୍ଭମାନଙ୍କର ପରମେଶ୍ୱରଙ୍କୁ ଭୟ କରିବା ଉଚିତ୍। ମୁଁ ନିତ୍ୟ ସଦାପ୍ରଭୁ ଅଟେ।

33 “ତୁମ୍ଭମାନଙ୍କ ସହିତ ବାସ କରୁଥିବା ବିଦେଶୀମାନଙ୍କ ପ୍ରତି ମନ୍ଦ ଆଚରଣ କରିବ ନାହିଁ। 34 ତୁମ୍ଭେମାନେ ସ୍ୱଦେଶୀମାନଙ୍କ ପ୍ରତି ଯେପରି ଆଚରଣ କରିବ, ତୁମ୍ଭ ସହବାସୀ ବିଦେଶୀମାନଙ୍କ ପ୍ରତି ମଧ୍ୟ ସେହିପରି ଆଚରଣ କରିବ। ତୁମ୍ଭେ ସେମାନଙ୍କୁ ଆତ୍ମତୁଲ୍ୟ ପ୍ରେମ କରିବ। କାରଣ ମିଶର ଦେଶରେ ତୁମ୍ଭେମାନେ ବିଦେଶୀ ଥିଲ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।

35 “ତୁମ୍ଭେମାନେ ବିଗ୍ଭର କଲାବେଳେ କିମ୍ବା ମାପ କି ତୌଲ କଲାବେଳେ ଅଧର୍ମ କରିବ ନାହିଁ। 36 ଯଥାର୍ଥ ଦଣ୍ଡି, ଯଥାର୍ଥ ବଟଖରା, ଯଥାର୍ଥ ଐଫ ଓ ଯଥାର୍ଥ ପଳା ତୁମ୍ଭମାନଙ୍କର ହେବ। ଯେ ମିଶର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।

37 “ଏଣୁ ତୁମ୍ଭେମାନେ ମୋର ସମସ୍ତ ବ୍ୟବସ୍ଥା ଓ ସମସ୍ତ ବିଧି ମାନ୍ୟକରି ପାଳନ କରିବ। ଚିରଦିନ ମୁଁ ସଦାପ୍ରଭୁ ଅଟେ।”

ଗୀତସଂହିତା 23-24

ଦାଉଦଙ୍କର ଏକ ଗୀତ।

23 ସଦାପ୍ରଭୁ ମୋର ପ୍ରତିପାଳକ ଅଟନ୍ତି,
    ମୋର କିଛି ଅଭାବ ହେବ ନାହିଁ।
ସେ ମୋତେ କୋମଳ ସବୁଜ ସ୍ଥାନରେ ଶୋଇବାକୁ ଦିଅନ୍ତି।
    ସେ ମୋତେ ସ୍ଥିର ଜଳପୂର୍ଣ୍ଣ ପୁଷ୍କରିଣୀ ପାଖେ ପାଖେ କଢ଼ାଇ ନିଅନ୍ତି।
ସେ ମୋର ପ୍ରାଣରେ ନୂତନ ବଳ ସଞ୍ଚାର କରନ୍ତି, ସେ ମୋତେ ଧର୍ମପଥରେ କଢ଼ାଇ ନିଅନ୍ତି।
    ଏହା ଦ୍ୱାରା ପ୍ରମାଣିତ ହୁଏ ଯେ, ସେ ପ୍ରକୃତରେ ପରମେଶ୍ୱର ଅଟନ୍ତି।
ଯଦିଓ ମୁଁ ମୃତ୍ୟୁଛାୟା ରୂପ ଉପତ୍ୟକାରେ ଏକା ବାଟ ଗ୍ଭଲେ, ଯାହାକି ଅନ୍ଧକାରରେ ଆଚ୍ଛାଦିତ ତଥାପି ମୁଁ କୌଣସି ବିପଦ ଯୋଗୁଁ ଭୟଭୀତ ହେବି ନାହିଁ।
    କାରଣ ସଦାପ୍ରଭୁ, ତୁମ୍ଭେ ମୋ’ ସହିତ ଅଛ।
    ତୁମ୍ଭର ଆଶାବାଡ଼ି ଓ ପାଞ୍ଚଣ ବାଡ଼ି ମୋତେ ସୁରକ୍ଷା କରେ।
ହେ ସଦାପ୍ରଭୁ, ତୁମ୍ଭେ ମୋର ଶତ୍ରୁମାନଙ୍କ ସମ୍ମୁଖରେ ମୋର ମେଜ ସଜାଇଅଛ।
    ତୁମ୍ଭେ ମୋର ମୁଣ୍ଡରେ ତେଲ ଢାଳିଛ।
    ମୋ’ ପାନପାତ୍ର ପୂର୍ଣ୍ଣ ହୋଇ ଉଚ୍ଛୁଳି ପଡ଼ିଛି।
ନିଶ୍ଚୟ ଧାର୍ମିକତା, ମଙ୍ଗଳ ଓ ଦୟା ମୋର ଅବଶିଷ୍ଟ ଜୀବନର ପଶ୍ଚା‌ଦ୍‌ଗାମୀ ହେବ।
    ମୁଁ ଶେଷରେ ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ସବୁଦିନ ପାଇଁ ବାସ କରିବି।

ଦାଉଦଙ୍କର ସଙ୍ଗୀତ।

24 ପୃଥିବୀ ଓ ତହିଁରେ ଥିବା ସମସ୍ତ ବସ୍ତୁ ସଦାପ୍ରଭୁଙ୍କର ଅଟେ।
    ପୃଥିବୀର ସମସ୍ତ ଲୋକ ତାଙ୍କ ଆଶ୍ରିତ ଅଟନ୍ତି।
ସଦାପ୍ରଭୁ ପୃଥିବୀକୁ ଜଳଭାଗ ଉପରେ ସ୍ଥାପନ କରିଅଛନ୍ତି
    ଓ ସେ ନଦୀ ଉପରେ ଏହାକୁ ନିର୍ମାଣ କରିଅଛନ୍ତି।

କିଏ ସଦାପ୍ରଭୁଙ୍କ ପବିତ୍ର ପର୍ବତ ସିୟୋନକୁ ଯାଇପାରିବ?
    କିଏ ତାଙ୍କ ପବିତ୍ର ମନ୍ଦିରରେ ତାଙ୍କ ସମ୍ମୁଖରେ ଉପାସନା କରି ପାରିବ?
ଯେଉଁ ଲୋକମାନେ କେବେ କିଛି ମନ୍ଦକାର୍ଯ୍ୟ କରି ନାହାନ୍ତି,
    ଯାହାଙ୍କର ହୃଦୟ ଓ ମନ ନିର୍ମଳ,
ଯେଉଁ ଲୋକମାନେ ମୋର ନାମର ଅସତ୍ୟ ବ୍ୟବହାର କରି ନାହଁନ୍ତି, ଯେଉଁ ଲୋକମାନେ ମିଥ୍ୟା କହନ୍ତି ନାହିଁ କି ମିଥ୍ୟା ପ୍ରତିଶ୍ରୁତି ଦିଅନ୍ତି ନାହିଁ,
    କେବଳ ସେହି ଲୋକମାନେ ସେଠାରେ ଉପାସନା କରି ପାରିବେ।

ଉତ୍ତମ ବ୍ୟକ୍ତିମାନେ ସଦାପ୍ରଭୁଙ୍କୁ ଅନ୍ୟମାନଙ୍କୁ ଆଶୀର୍ବାଦ କରିବାକୁ କହନ୍ତି।
    ସେମାନେ ପରମେଶ୍ୱରଙ୍କୁ ଯିଏ କି ସେମାନଙ୍କ ଉଦ୍ଧାର କର୍ତ୍ତା, ସେମାନଙ୍କ ପାଇଁ ଭଲ କାର୍ଯ୍ୟ କରିବାକୁ ଅନୁରୋଧ କରନ୍ତି।
ସେହି ଉତ୍ତମ ବ୍ୟକ୍ତିମାନେ ସର୍ବଦା ପରମେଶ୍ୱରଙ୍କ ପନ୍ଥା ଅନ୍ୱେଷଣ କରନ୍ତି।
    ସେମାନେ ଯାକୁବର ପରମେଶ୍ୱରଙ୍କ ନିକଟକୁ ଯାଆନ୍ତି।

ହେ ନଗର ଫାଟକ ତୁମ୍ଭର ମସ୍ତକ ଟେକ।
    ହେ ପ୍ରାଚୀନ କବାଟ ସବୁ ଖୋଲ ଏବଂ ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ।
କିଏ ସେହି ଗୌରବମୟ ରାଜା?
    ସଦାପ୍ରଭୁ ହିଁ ସେହି ରାଜା ଅଟନ୍ତି, ସେ ହେଉଛନ୍ତି ଶକ୍ତିଶାଳୀ ଯୋଦ୍ଧା।
    ସଦାପ୍ରଭୁ ହେଉଛନ୍ତି ସେହି ରାଜା ଯିଏ ଜଣେ ଯୁଦ୍ଧଜୟୀ ବୀର ଅଟନ୍ତି।

ହେ ଫାଟକ ସବୁ ଖୋଲି ଯାଅ।
    ହେ ପ୍ରାଚୀନ ଦ୍ୱାର ସବୁ ଖୋଲି ଦିଅ ଏବଂ ଗୌରବମୟ ରାଜା ପ୍ରବେଶ କରିବେ।
10 କିଏ ସେହି ଗୌରବମୟ ରାଜା?
    ସୈନ୍ୟାଧିପତି ସଦାପ୍ରଭୁ ସେହି ଗୌରବମୟ ରାଜା ଅଟନ୍ତି।

ଉପଦେଶକ 2

“କୌତୁକ” କ’ଣ ଆନନ୍ଦ ଦେଇପାରେ?

ମୁଁ ନିଜକୁ ନିଜେ କହିଲି, “ମୋତେ ଉପଭୋଗ ପାଇଁ ଚେଷ୍ଟା କରିବାକୁ ଦିଅ। ଆନନ୍ଦ ମୋତେ କ’ଣ ଦେଇ ପାରିବ, ମୋତେ ଦେଖିବାକୁ ଦିଅ।” କିନ୍ତୁ ମୁଁ ଯାହା ଶିକ୍ଷା କଲି ତାହା ଅର୍ଥହୀନ। ସର୍ବଦା ହସିବା ମୂର୍ଖାମି ଅଟେ। ଖୁସୀ ରହି କ’ଣ ଲାଭ?

ଜଣେ ମୂର୍ଖ ପରି ମାତାଲ୍ ହେବା ପର୍ଯ୍ୟନ୍ତ ମୁଁ ସ୍ଥିର କଲି ଦ୍ରାକ୍ଷାରସ ପିଇବା ପାଇଁ ଚେଷ୍ଟା କରିବି। ଯଦିଓ ସବୁବେଳେ ମୋର ମନ ବୁଦ୍ଧିର ସହିତ ମୋତେ ପରିଗ୍ଭଳନା କରୁଛି। ମୁଁ ଦେଖିବା ପାଇଁ ଗ୍ଭହିଁଲି। ଏହା କରିବା କ’ଣ ପୃଥିବୀର ଲୋକମାନଙ୍କ ପାଇଁ ମୂଲ୍ୟହୀନ।

କଠିନ ପରିଶ୍ରମ କ’ଣ ସୁଖ ଦେଇପାରେ?

ଏହା ପରେ ମୁଁ ଆପଣା ନିମନ୍ତେ ମହତ ମହତ କର୍ମମାନ କଲି। ମୁଁ ଗୃହମାନ ନିର୍ମାଣ କଲି, ମୁଁ ଅନେକ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କଲି। ମୁଁ ଆପଣା ନିମନ୍ତେ ଉଦ୍ୟାନ ଓ ଉପବନ ପ୍ରସ୍ତୁତ କରି ତହିଁ ମଧ୍ୟରେ ସର୍ବପ୍ରକାର ଫଳବୃକ୍ଷ ରୋପଣ କଲି। ମୁଁ ହରିତ୍ ବୃକ୍ଷର ବନରେ ଜଳ ସେଚନ ପାଇଁ ପୁଷ୍କରିଣୀମାନ ଖୋଳାଇଲି। ମୁଁ ଦାସଦାସୀମାନଙ୍କୁ କ୍ରୟ କଲି ଓ ମୋର ଦାସଗଣ ଥିଲେ, ଯେଉଁମାନେ ମୋ’ ଘରେ ଜନ୍ମ ହୋଇଥିଲେ ଓ ଆହୁରି ମୋ’ ପୂର୍ବେ ଯିରୁଶାଲମସ୍ଥିତ ସମସ୍ତଙ୍କ ଅପେକ୍ଷା ମୋର ଗୋମେଷାଦି ପଲ ଅଧିକ ଥିଲା।

ମୁଁ ରୂପା ଓ ସୁନା ଏବଂ ନାନା ରାଜାର ଓ ନାନା ପ୍ରଦେଶର ବହୁତ ସମ୍ପତ୍ତି ସଂଗ୍ରହ କଲି, ମୁଁ ଗାୟକ ଓ ଗାୟିକା ଆଉ ମନୁଷ୍ୟ ତୁଷ୍ଟିକାରିଣୀ ଅନେକ ଉପପତ୍ନୀ ପାଇଲି।

ଏହିପରି ମୋ’ ପୂର୍ବେ ଯିରୁଶାଲମରେ ଯେଉଁମାନେ ଥିଲେ, ସେ ସମସ୍ତଙ୍କ ଅପେକ୍ଷା ଶକ୍ତିଶାଳୀ ଧନୀ ହେଲି। ମୋର ଜ୍ଞାନ ଏହିସବୁରେ ମୋତେ ସାହାଯ୍ୟ କଲା। 10 ମୋର ଆଖି ଯାହା ଦେଖିଲା, ମୁଁ ତାହାକୁ ସ୍ମରଣ କଲି। ମୁଁ ଆପଣା ହୃଦୟକୁ କୌଣସି ସୁଖ ଭୋଗରୁ ଅଭାବ କଲି ନାହିଁ। କାରଣ ମୋହର ସମସ୍ତ ପରିଶ୍ରମ ସକାଶୁଁ ମୋହର ହୃଦୟ ଆନନ୍ଦ କଲା। ମୋହର ସକଳ ପରିଶ୍ରମରୁ ଏହା ମୋହର ଅଂଶ ଥିଲା।

11 ତହୁଁ ମୋହର ହସ୍ତ ଯେଉଁ ସମସ୍ତ କାର୍ଯ୍ୟ କରିଥିଲା ଓ ଯେଉଁ ପରିଶ୍ରମ ମୁଁ କରିଥିଲି, ତହିଁ ପ୍ରତି ମୁଁ ଦୃଷ୍ଟିପାତ କଲି ଏବଂ ଦେଖିଲି ଯେ, ସବୁ ଅସାର ଓ ପବନକୁ ଧରିବା ପାଇଁ ଚେଷ୍ଟା କରିବା ପରି ଏବଂ ସୂର୍ଯ୍ୟ ତଳେ କୌଣସି ଲାଭ ନ ଥିଲା।

ଏହାର ଉତ୍ତର ଜ୍ଞାନ ହୋଇପାରେ

12 ରାଜା ଯାହା କରି ପାରିବ ଅନ୍ୟ କେହି ଏପରି କରି ପାରିବ ନାହିଁ। ତୁମ୍ଭେ ଯାହା କରିବା ପାଇଁ ଗ୍ଭହୁଁଛ ବହୁତ ରାଜା ତାହା କରି ସାରିଛନ୍ତି। ତା’ପରେ ମୁଁ ଆଉଥରେ ଜ୍ଞାନ, ପାଗଳାମି ଓ ଅଜ୍ଞାନତା ବିଷୟରେ ଭାବିବାକୁ ଲାଗିଲି। 13 ତେଣୁ ମୁଁ ଦେଖିଲି, ଯେପରି ଅନ୍ଧାର ଅପେକ୍ଷା ଆଲୋକ ଉତ୍ତମ, ସେହିପରି ଜ୍ଞାନ ଅଜ୍ଞାନତାଠାରୁ ଭଲ। 14 ଜ୍ଞାନବାନ ବ୍ୟକ୍ତି ଆଲୋକରେ ଗମନ କରେ, ମାତ୍ର ମୂର୍ଖ ବ୍ୟକ୍ତି ଅନ୍ଧକାରରେ ଗମନ କରେ।

କିନ୍ତୁ ମୁଁ ଦେଖିଲି ଏକପ୍ରକାର ଘଟଣା ଉଭୟ ଜ୍ଞାନୀମାନଙ୍କ ଓ ମୂର୍ଖମାନଙ୍କ ପାଇଁ ଘଟୁଛି। ଶେଷରେ ଉଭୟ ମୃତ୍ୟୁବରଣ କରନ୍ତି। 15 ତେଣୁ ମୁଁ ଆପଣା ମନେ ମନେ କହିଲି,“ମୂର୍ଖ ପ୍ରତି ଯେପରି ଘଟେ, ମୋ’ ପ୍ରତି ହିଁ ସେହିପରି ଘଟିବ। ତେବେ ମୁଁ କାହିଁକି ଅଧିକ ଜ୍ଞାନବାନ ହେଲି।” ତେଣୁ ମୁଁ ଭାବିଲି, “ଏହା ମଧ୍ୟ ଅସାର।” 16 ଯେପରି ମୂର୍ଖର, ସେହିପରି ଜ୍ଞାନବାନ ଲୋକର ସ୍ମରଣ ସର୍ବଦା ନ ଥାଏ। କାରଣ ଭବିଷ୍ୟତରେ, ସମସ୍ତେ ବିସ୍ମୃତ ହୋଇ ଯାଇଥିବେ। ଜଣେ ଜ୍ଞାନୀ ଲୋକକୁ କିପରି ମୂର୍ଖ ଲୋକ ପରି ମରିବା ପାଇଁ ଅନୁମତି ଦିଆଯିବ?

ଜୀବନରେ କ’ଣ ବାସ୍ତବରେ ଖୁସୀ ଅଛି?

17 ସେଥିପାଇଁ ମୁଁ ଜୀବନକୁ ଘୃଣା କଲି। ସେଥି ନିମନ୍ତେ ମୁଁ ଅନୁଭବ କଲି, ସୂର୍ଯ୍ୟତଳେ ସମସ୍ତ ବିଷୟ ମନ୍ଦ। କାରଣ ଅର୍ଥହୀନ ଏବଂ ପବନକୁ ଧରିବା ପାଇଁ ଚେଷ୍ଟା କରିବା ପରି।

18 ସୂର୍ଯ୍ୟତଳେ ମୁଁ ଯହିଁରେ ପରିଶ୍ରାନ୍ତ ହେଲି, ମୋହର ସେସବୁ ପରିଶ୍ରମକୁ ମୁଁ ଘୃଣା କଲି, କାରଣ ମୋର ଉତ୍ତରାଧିକାରୀ ପାଇଁ ତାହା ସବୁ ଛାଡ଼ି ଯିବାକୁ ହେବ। 19 କେହି ଜଣେ ସବୁକିଛି ନିୟନ୍ତ୍ରଣ କରିବ, ଯାହା ପାଇଁ ମୁଁ ପରିଶ୍ରମ କରିଛି। ଏଇ ଜୀବନରେ ମୁଁ ଜ୍ଞାନ ବଳରେ ସବୁକିଛି ପାଇଛି। ସେ ଲୋକ ଜ୍ଞାନୀ କିଅବା ମୂର୍ଖ ହେବ, ଏହା ମୁଁ ଜାଣେ ନାହିଁ। ଏହା ମଧ୍ୟ ଅସାର ଅଟେ।

20 ତେଣୁ ସୂର୍ଯ୍ୟ ତଳେ ମୁଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହେଲି, ସେ ସବୁ ବିଷୟରେ ଆପଣା ଅନ୍ତକରଣକୁ ନିରାଶ କରାଇବାକୁ ପ୍ରବୃତ୍ତ ହେଲି। 21 କାରଣ ଜଣେ ବ୍ୟକ୍ତି ଜ୍ଞାନ, ବିଦ୍ୟା ଓ ଦକ୍ଷତା ସହିତ ପରିଶ୍ରମ କରେ, ତଥାପି ଯେଉଁ ବ୍ୟକ୍ତି ପରିଶ୍ରମ କରି ନାହିଁ, ତାହାର ଅଧିକାର ନିମନ୍ତେ ସେ ତାହା ଛାଡ଼ି ଯିବ। ଏ ମଧ୍ୟ ଅସାର ଏବଂ ପବନକୁ ଧରିବା ପରି।

22 ସୂର୍ଯ୍ୟ ତଳେ ଜଣେ ମନୁଷ୍ୟ ପରିଶ୍ରମ କରି ଓ ହୃଦୟକୁ ଦୁଃଖ ଦେଇ କ’ଣ ପାଏ? 23 କାରଣ ତାହାର ଦିନସବୁ କେବଳ ଦୁଃଖମୟ ଓ ତାହାର ଆୟାସ ମନସ୍ତାପ ଜନକ ଅଟେ। ରାତ୍ରିରେ ହିଁ ତା’ର ହୃଦୟ ବିଶ୍ରାମ ପାଏ ନାହିଁ। ଏହା ମଧ୍ୟ ଅସାର।

24-25 ଏପରି କେହି ଅଛି କି ଯିଏକି ମୋ’ଠାରୁ ସୁଖୀ ହେବା ପାଇଁ ଅଧିକ ଚେଷ୍ଟା କରିଛି। ଏବଂ ଏହା ଯାହା ମୁଁ ଶିକ୍ଷା କରିଛି, ଏହା ହେଉଛି ସବୁଠାରୁ ଭଲକଥା ଖାଇବା, ପିଇବା, ଏବଂ କରିଥିବା କାର୍ଯ୍ୟକୁ ଉପଭୋଗ କରିବା। ମୁଁ ଦେଖୁଛି ଯେ, ଏହା ପରମେଶ୍ୱରଙ୍କଠାରୁ ଆସେ। 26 ପରମେଶ୍ୱର ଯାହା ପ୍ରତି ତୁଷ୍ଟ ହୁଅନ୍ତି, ପରମେଶ୍ୱର ତାହାକୁ ଜ୍ଞାନ, ବିଦ୍ୟା ଓ ଆନନ୍ଦ ଦିଅନ୍ତି। ମାତ୍ର ପାପୀକୁ ପରମେଶ୍ୱର ସଂଗ୍ରହ କରିବାର ଓ ଗଚ୍ଛିତ କରିବାର ଦାୟିତ୍ୱ ଦିଅନ୍ତି, ଯେଉଁସବୁକୁ ସେ ପ୍ରସନ୍ନ ଥିବା ଲୋକମାନଙ୍କୁ ହିଁ ଦିଅନ୍ତି। ଏହା ହିଁ ଅସାର ଓ ଏହା ବାୟୁକୁ ଧରିବା ପରି।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 4

ଭଣ୍ଡ ଶିକ୍ଷକମାନଙ୍କ ବିଷୟରେ ସତର୍କବାଣୀ

ପବିତ୍ରଆତ୍ମା ସ୍ପଷ୍ଟ ଭାବରେ କୁହନ୍ତି ଯେ ପରବର୍ତ୍ତୀ କାଳରେ କେତେ ଲୋକ ସତ୍ୟ ବିଶ୍ୱାସକୁ ପରିତ୍ୟାଗ କରିବେ। ସେମାନେ ସେମାନଙ୍କୁ ପ୍ରତାରଣା କରୁଥିବା ଦୁଷ୍ଟାତ୍ମାମାନଙ୍କ ଉପଦେଶଗୁଡ଼ିକୁ ମାନିବେ। ପ୍ରବଞ୍ଚକ ଆତ୍ମାମାନଙ୍କର ଶିକ୍ଷାଗୁଡ଼ିକୁ ପାଳନ କରିବେ। ସେହି ଶିକ୍ଷାଗୁଡ଼ିକ ପ୍ରତାରକ ଓ ମିଥ୍ୟାବାଦୀ ଲୋକମାନଙ୍କ ଦ୍ୱାରା ଆସେ। ସେମାନେ କ’ଣ ଭଲ ଓ କ’ଣ ମନ୍ଦ, ତାହା ଜାଣି ପାରନ୍ତି ନାହିଁ। ତାହାଙ୍କର ବୋଧ ଶକ୍ତି ନଷ୍ଟ ହୋଇଯାଇଥାଏ। ସେମାନେ ଲୋକମାନଙ୍କୁ ବିବାହ କରିବା ଅନୁଚିତ୍ ବୋଲି କହନ୍ତି। ସେମାନେ ଲୋକମାନଙ୍କୁ ଏ କଥା ମଧ୍ୟ କୁହନ୍ତି ଯେ କେତେକ ଖାଦ୍ୟ ଅଛି, ଯାହାକୁ ଆଦୌ ଖାଇବା ଉଚିତ୍ ନୁହେଁ। କିନ୍ତୁ ସେ ଖାଦ୍ୟଗୁଡ଼ିକୁ ପରମେଶ୍ୱର ସୃଷ୍ଟି କରିଛନ୍ତି। ଅତଏବ ଯେଉଁମାନେ ବିଶ୍ୱାସୀ ଏବଂ ସତ୍ୟକୁ ଜାଣନ୍ତି, ସେମାନେ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଇ ସେହି ଖାଦ୍ୟ ଖାଇ ପାରିବେ। ପରମେଶ୍ୱର ଯାହାସବୁ ସୃଷ୍ଟି କରିଛନ୍ତି, ସେ ସବୁ ଉତ୍ତମ ଅଟେ। ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲା ପରେ, ତାହାଙ୍କ ସୃଷ୍ଟ କୌଣସି ବିଷୟ ଗ୍ରହଣ କରିବା ପାଇଁ ମନା କରିବା ଉଚିତ୍ ନୁହେଁ। ପରମେଶ୍ୱରଙ୍କ ଦ୍ୱାରା ସୃଷ୍ଟ ପ୍ରତ୍ୟେକ ବିଷୟ ପରମେଶ୍ୱର କହିଥିବା କଥା ଦ୍ୱାରା ଓ ପ୍ରାର୍ଥନା ଦ୍ୱାରା ପବିତ୍ର ହୋଇଥାଏ।

ଯୀଶୁ ଖ୍ରୀଷ୍ଟଙ୍କର ଭଲ ସେବକ ହୁଅ

ସେଠାରେ ଥିବା ଭାଇ ଓ ଭଉଣୀମାନଙ୍କୁ ଏ କଥା କୁହ। ଏପରି କରିବା ଦ୍ୱାରା ତୁମ୍ଭେ ଖ୍ରୀଷ୍ଟ ଯୀଶୁଙ୍କର ଭଲ ସେବକ ବୋଲି ପ୍ରମାଣିତ ହେବ। ତୁମ୍ଭେ ପ୍ରମାଣ କରିବ ଯେ ତୁମ୍ଭେ ଅନୁସରଣ କରିଥିବା ବିଶ୍ୱାସର ଶିକ୍ଷାଗୁଡ଼ିକ ଦ୍ୱାରା ଶକ୍ତିଶାଳୀ ହୋଇଛ। ପରମେଶ୍ୱରଙ୍କ ସତ୍ୟ ସହିତ ମେଳ ନ ଖାଉଥିବା ନିର୍ବୋଧ କାହାଣୀମାନ ଲୋକେ କୁହନ୍ତି। ଏଭଳି କାହାଣୀଗୁଡ଼ିକୁ ପାଳନ କର ନାହିଁ। କିନ୍ତୁ ତୁମ୍ଭେ ପ୍ରକୃତ ଭାବରେ ପରମେଶ୍ୱରଙ୍କୁ ସେବା କରିବା ଲାଗି ନିଜକୁ ଶିକ୍ଷିତ କର। ନିଜ ଶରୀର ସାଧନା ଅନେକାଂଶରେ ତୁମ୍ଭକୁ ସାହାଯ୍ୟ କରେ। କିନ୍ତୁ ପରମେଶ୍ୱରଙ୍କ ଉପାସନା କରିବା ଦ୍ୱାରା ତାହା ସମସ୍ତ ବିଷୟରେ ତୁମ୍ଭକୁ ସାହାଯ୍ୟ କରେ। ଏହା ବର୍ତ୍ତମାନର ଜୀବନରେ ଓ ଭବିଷ୍ୟତରେ ଜୀବନରେ ମଧ୍ୟ ତୁମ୍ଭ ପାଇଁ ଆଶୀର୍ବାଦ ଆଣେ। ମୁଁ ଯାହା କହୁଛି ତାହା ସତ୍ୟ, ଓ ତୁମ୍ଭେ ଏହାକୁ ପୂର୍ଣ୍ଣ ଭାବରେ ଗ୍ରହଣ କରିବା ଉଚିତ୍। 10 ଏଥିପାଇଁ ଆମ୍ଭେ କାମ ଓ ସଂଘର୍ଷ କରୁଛୁ; ଆମ୍ଭେ ଜୀବିତ ପରମେଶ୍ୱରଙ୍କଠାରେ ଭରସା ରଖିଥାଉ। ସେ ସମସ୍ତ ଲୋକଙ୍କର ଏବଂ ବିଶେଷ ଭାବରେ, ଯେଉଁ ଲୋକମାନେ ତାହାଙ୍କୁ ବିଶ୍ୱାସ କରନ୍ତି ସେମାନଙ୍କର ତ୍ରାଣକର୍ତ୍ତା।

11 ଏହି କଥାଗୁଡ଼ିକ ଶିକ୍ଷା ଦିଅ। 12 ତୁମ୍ଭେ ଯୁବକ, କିନ୍ତୁ କେହି ତୁମ୍ଭକୁ ଯେପରି ତୁଚ୍ଛ ବୋଲି ଭାବି ତୁମ୍ଭ ସହିତ କୁବ୍ୟବହାର ନ କରେ। ବିଶ୍ୱାସୀମାନଙ୍କ ପାଇଁ, ସେମାନେ କିପରି ରହିବା କଥା ତାହା ଦେଖାଇବାକୁ ତୁମ୍ଭେ ଆଦର୍ଶବାନ ହୁଅ। ତୁମ୍ଭର କଥା ଓ ଜୀବନ ପ୍ରଣାଳୀ ପ୍ରେମ, ବିଶ୍ୱାସ, ପବିତ୍ର ଜୀବନ ଦ୍ୱାରା ତୁମ୍ଭେ ସେମାନଙ୍କୁ ତାହା ଦେଖାଇ ଦିଅ।

13 ଲୋକମାନଙ୍କ ନିକଟରେ ଶାସ୍ତ୍ର ପଢ଼ି ଶୁଣାଇବା ଜାରି ରଖ। ବଳ (ଆତ୍ମିକ) ଓ ବୃଦ୍ଧି ପାଇବାକୁ ସେମାନଙ୍କୁ ସାହାଯ୍ୟ କର। ସେମାନଙ୍କୁ ଉପଦେଶ ଦେବା କାର୍ଯ୍ୟ ଜାରି ରଖ ଏବଂ ମୁଁ ଆସିବା ପର୍ଯ୍ୟନ୍ତ ଏପରି କରୁଥାଅ। 14 ତୁମ୍ଭ ଭିତରେ ଯେଉଁ ଅନୁଗ୍ରହ ଦାନଟି ଅଛି, ତାହାକୁ ବ୍ୟବହାର କରିବାରେ ଅବହେଳା କର ନାହିଁ। ଭବିଷ୍ୟ‌‌ଦ୍‌‌‌‌ବାଣୀ ମାଧ୍ୟମରେ ଯେତେବେଳେ ପ୍ରାଚୀନମାନଙ୍କର ଦଳ ତୁମ୍ଭ ଉପରେ ହାତ ରଖିଲେ, ସେତେବେଳେ ସେହି ଅନୁଗ୍ରହ ଦାନ ତୁମ୍ଭକୁ ଦିଆ ଯାଇଥିଲା। 15 ସେଗୁଡ଼ିକ କରୁଥାଅ। ଉକ୍ତ କାମଗୁଡ଼ିକୁ କରିବା ପାଇଁ ଜୀବନକୁ ଉତ୍ସର୍ଗ କର। ତହିଁରେ ସବୁ ଲୋକେ ଦେଖିବେ ଯେ, ତୁମ୍ଭ କାମରେ ଉନ୍ନତି ହେଉଛି ଓ ଗ୍ଭଲିଛି। 16 ତୁମ୍ଭ ନିଜ ଜୀବନ ସମ୍ବନ୍ଧରେ ଓ ତୁମ୍ଭ ବିଷୟରେ ସତର୍କ ରୁହ। ଉତ୍ତମ ଜୀବନଯାପନ ଓ ଶିକ୍ଷା ପ୍ରଦାନ କର। ତା’ହେଲେ ତୁମ୍ଭେ ତୁମ୍ଭର ଶିକ୍ଷା ଶୁଣୁଥିବା ଲୋକଙ୍କୁ ଓ ନିଜକୁ ରକ୍ଷା କରି ପାରିବ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center