Print Page Options
Previous Prev Day Next DayNext

M’Cheyne Bible Reading Plan

The classic M'Cheyne plan--read the Old Testament, New Testament, and Psalms or Gospels every day.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଗଣନା ପୁସ୍ତକ 5

ଶୁଚି ସମ୍ବନ୍ଧୀୟ ନିୟମ

ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏକ ମନୁଷ୍ୟକୁ, ଯାହାକୁ ହାନିକାରକ ଚର୍ମରୋଗ ପ୍ରମେହ ଓ ଯିଏ ମୃତଶବକୁ ଛୁଇଁଥାଏ ସେ ନିଶ୍ଚୟ ଛାଉଣିରୁ ବାହାରକୁ ଯିବ, ଇସ୍ରାଏଲ ଲୋକମାନଙ୍କୁ ଏହି ଆଜ୍ଞା ଦିଅ। ପୁରୁଷ ବା ସ୍ତ୍ରୀ ଯିଏ ହେଉନା କାହିଁକି ଛାଉଣିର ବାହାରେ ତୁମ୍ଭେ ସେମାନଙ୍କୁ ରଖିବ। ଯଦ୍ଦ୍ୱାରା ଯେଉଁ ଛାଉଣି ମଧ୍ୟରେ ଆମ୍ଭେ ବାସ କରୁ, ତାହା ସେମାନେ ଅଶୁଚି କରିବେ ନାହିଁ।”

ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ ସନ୍ତାନଗଣ ପରମେଶ୍ୱରଙ୍କ ଆଜ୍ଞା ପାଳନ କଲେ ଓ ସେମାନଙ୍କୁ ଛାଉଣିର ବାହାରେ ରଖିଲେ।

ଦୋଷ ପାଇଁ ପରିଶୋଧ

ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, “ଇସ୍ରାଏଲ ଲୋକମାନଙ୍କୁ କୁହ, କୌଣସି ପୁରୁଷ କିମ୍ବା ସ୍ତ୍ରୀ ଯଦି କୌଣସି ବ୍ୟକ୍ତି ବିରୁଦ୍ଧରେ ଅପରାଧ କରେ, ତେବେ ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ମଧ୍ୟ ଅପରାଧ କରିଛନ୍ତି। ସେମାନେ ଦୋଷୀ। ତେଣୁ ସେ ଲୋକ ଆପଣାକୃତ ପାପ ସ୍ୱୀକାର କରିବ ଓ ସମ୍ପୂର୍ଣ୍ଣ ରୂପେ ଆପଣା ଦୋଷ ପାଇଁ କ୍ଷତିପୂରଣ ଦେବ ଓ ତହିଁରେ ପାଞ୍ଚମାଂଶ ଅଧିକ ମିଶାଇ ଯାହା ବିରୁଦ୍ଧରେ ଦୋଷ କରିଛି ତାକୁ ପରିଶୋଧ କରିବ। ଦୋଷକର୍ତ୍ତା ଦୋଷ ପାଇଁ ଯାହାକୁ କ୍ଷତିପୂରଣ ଦେବା କଥା ସେ ଯଦି ମୃତ ହୋଇଥାଏ ଓ ତାହାର ଜ୍ଞାତିରେ କେହି ନ ଥା’ନ୍ତି, ତେବେ ସେ ସଦାପ୍ରଭୁଙ୍କୁ ପରିଶୋଧ କରିବ। ସଦାପ୍ରଭୁଙ୍କୁ କ୍ଷତିପୂରଣ ଦେବ, ତାହା ଯାଜକର ହେବ ଓ ତାହା ସହିତ ସେହି ମନୁଷ୍ୟ ତା’ର ପ୍ରାୟଶ୍ଚିତ ପାଇଁ ଏକ ମେଷ ବଳି ଉସର୍ଗ କରିବ।

“ଇସ୍ରାଏଲ ଲୋକମାନେ ନିଜ ନିଜ ପବିତ୍ର-ବସ୍ତୁ ମଧ୍ୟରୁ ଯାହା ଯାହା ଉପହାର ଯାଜକ ନିକଟକୁ ଆଣନ୍ତି, ତାହା ସବୁ ତାହାର ହେବ। 10 ପ୍ରତ୍ୟେକ ମନୁଷ୍ୟର ଅଧିକାରରେ ଥିବା ସବୁକିଛି ତା’ର ନିଜର ହୋଇ ରହିଥାଏ, ଯେପର୍ଯ୍ୟନ୍ତ ସେ ତାହା ଅର୍ପଣ କରି ନାହିଁ। ଯାହା ଜଣେ ମନୁଷ୍ୟ ଯାଜକଙ୍କୁ ଦିଅନ୍ତି ତାହା ଯାଜକର ହେବ।”

ସନ୍ଦେହୀ ସ୍ୱାମୀଗଣ

11 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, 12 “ତୁମ୍ଭେ ଇସ୍ରାଏଲ ଲୋକମାନଙ୍କୁ କୁହ, କୌଣସି ମନୁଷ୍ୟର ସ୍ତ୍ରୀ ଯେବେ ବିପଥଗାମିନୀ ହୋଇ ତାହା ବିରୁଦ୍ଧରେ ସତ୍ୟ ଲଘଂନ କରେ, 13 ଅର୍ଥାତ୍ ଯଦି ସେ କୌଣସି ପୁରୁଷ ସହିତ ତା’ର ସ୍ୱାମୀର ଦୃଷ୍ଟି ଅଗୋଚରରେ ଦୈହିକ ସମ୍ପର୍କ ରଖେ। ସେ ଯଦି କଳୁଷିତ ହୋଇଥାଏ, ତା’ ବିରୁଦ୍ଧରେ କେହି ସାକ୍ଷୀ ନ ଥାଏ କିମ୍ବା ସେ କର୍ମ ବେଳେ ଧରା ପଡ଼ି ନ ଥାଏ, 14 ଆଉ ଯେବେ ତା’ର ସ୍ୱାମୀ ସନ୍ଦେହ କରେ, ଯେତେବେଳେ ସେ ନିଜକୁ କଳୁଷିତ କରିଥାଏ, ସେ ତାକୁ ସନ୍ଦେହ କରେ ଯେତେବେଳେ ସେ କଳୁଷିତ କର୍ମ କରି ନ ଥାଏ। 15 ତେବେ ସେହି ପୁରୁଷ ନିଜ ସ୍ତ୍ରୀକୁ ଯାଜକ ନିକଟକୁ ଆଣିବ, ତା’ର ଉପହାର ଐଫାର ଦଶମାଂଶ ବାର୍ଲି ମଇଦା ଆଣିବ, ତହିଁ ଉପରେ ସେ ତୈଳ ଢାଳିବ ନାହିଁ, ଅବା ଧୂପ ସେଥିରେ ସଂଯୋଗ କରିବ ନାହିଁ, କାରଣ ତାହା ଈର୍ଷାର ଶସ୍ୟ ନୈବେଦ୍ୟ, ତାହାର ଦୋଷକୁ ଅନାବୃତ କରିବା ପାଇଁ ଏହି ଶସ୍ୟ ନୈବେଦ୍ୟ ଉତ୍ସର୍ଗ କରାଗଲା।

16 “ତା’ପରେ ଯାଜକ ସେ ସ୍ତ୍ରୀଲୋକକୁ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଛିଡ଼ା କରାଇବ। 17 ଯାଜକ ଗୋଟିଏ ମାଟି ପାତ୍ରରେ ପବିତ୍ର ଜଳ ନେବ ଓ କିଛି ଧୂଳି ପବିତ୍ର ତମ୍ବୁର ଚଟାଣରୁ ନେଇ ପାଣିରେ ପକାଇବ। 18 ତହୁଁ ଯାଜକ ସେହି ସ୍ତ୍ରୀକୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରିବ ଓ ସେହି ସ୍ତ୍ରୀର ମସ୍ତକର କେଶ ମୁକୁଳା କରି ସେହି ଭକ୍ଷ୍ୟ ନୈବେଦ୍ୟ, ଅର୍ଥାତ୍ ଈର୍ଷାର ଭକ୍ଷ୍ୟ ନୈବେଦ୍ୟ ଯାହା ତା’ର ଦୋଷକୁ ଅନାବୃତ କରେ, ତାହାର ହସ୍ତରେ ଦେବ; ପୁଣି ଯାଜକ ଆପଣା ହସ୍ତରେ ଶାପ ଜନକ ତିକ୍ତ ଜଳ ରଖିବ ତାହା ଅଭିଶାପ ଆଣିବ।

19 “ଆଉ ଯାଜକ ସେହି ସ୍ତ୍ରୀକୁ ଶପଥ କରାଇ କହିବ, ‘ଯଦି କୌଣସି ପୁରୁଷ ତୁମ୍ଭ ସହିତ ଶୟନ କରି ଶରୀର ମିଳନ ନ ଥାଏ, ତୁମ୍ଭେ ଯେତେବେଳେ ତୁମ୍ଭ ସ୍ୱାମୀକୁ ବିବାହ କରିଥିଲ, ତେବେ ଏହି ଶାପଯୁକ୍ତ ତିକ୍ତ ଜଳ ତୁମ୍ଭ ଉପରେ କୌଣସି ପ୍ରଭାବ ପକାଇବ ନାହିଁ। 20 ମାତ୍ର ଯେବେ ତୁମ୍ଭେ ସ୍ୱାମୀଙ୍କ ବିବାହ କରିବା ବେଳେ ବିପଥଗାମିନୀ ହୋଇଥାଅ ଓ ସ୍ୱାମୀକୁ ଛାଡ଼ି ଅନ୍ୟ ପୁରୁଷ ସହିତ ଶୟନ କରିଥାଅ, ତେବେ ତୁମ୍ଭେ କଳୁଷିତ ହୋଇଛ। 21 ତଦନନ୍ତର ଯାଜକ ସେ ସ୍ତ୍ରୀକୁ ଅଭିଶାପର ଶପଥ କରାଇବ।’

“ଏବଂ ଯାଜକ ସେହି ସ୍ତ୍ରୀକୁ କହିବ ସଦାପ୍ରଭୁ ତୁମ୍ଭଙ୍କୁ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଅଭିଶପ୍ତ କରନ୍ତୁ, ଯେତେବେଳେ ସଦାପ୍ରଭୁ ତୁମ୍ଭର ପ୍ରଜନନ ଅଙ୍ଗକୁ ଫୁଲାଇ ପକାଇବେ। 22 ତହିଁରେ ‘ଏହି ଶାପଜନକ ଜଳ ତୁମ୍ଭ ଉଦର ଭିତରକୁ ଯିବ ଏବଂ ତୁମ୍ଭର ପ୍ରଜନନ ଅଙ୍ଗକୁ ଫୁଲାଇ ପଡ଼ିଯିବାର କାରଣ ହେବ’ ଏବଂ ସେହି ସ୍ତ୍ରୀ କହିବ ‘ଆମେନ୍! ଆମେନ୍!’

23 “ତା’ପରେ ଯାଜକ ସେହି ଅଭିଶାପଗୁଡ଼ିକ ଏକ ନଳାକାର ପୁସ୍ତକରେ ଲେଖିବ ଏବଂ ସେହି ଶାପଗୁଡ଼ିକ ପାଣିରେ ଧୋଇଦେବ। 24 ତା’ପରେ ଯାଜକ ସେହି ସ୍ତ୍ରୀକୁ ଶାପଜନକ ତିକ୍ତଜଳ ପିଆଇବ। ତହିଁରେ ସେହି ଶାପଜନକ ତିକ୍ତଜଳ ତା’ର ଉଦରରେ ପ୍ରବେଶ କରିବ ଏବଂ କଷ୍ଟ ଦେବାର କାରଣ ହେବ, ଯଦି ସେ ଦୋଷୀ।

25 “ଆଉ ଯାଜକ ସେହି ସ୍ତ୍ରୀର ହସ୍ତରୁ ସେହି ଈର୍ଷାର ଭକ୍ଷ୍ୟ ନୈବେଦ୍ୟ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଉଠାଇବ, ଏବଂ ବେଦି ଉପରକୁ ଆଣିବ। 26 ତହୁଁ ଯାଜକ ସେହି ଭକ୍ଷ୍ୟ ନୈବେଦ୍ୟରୁ ମୁଠାଏ ତହିଁର ସ୍ମରଣାର୍ଥକ ଅଂଶ ରୂପେ ନେଇ ବେଦି ଉପରେ ଦ‌ଗ୍‌ଧ କରିବ ଓ ତହିଁ ଉତ୍ତାରେ ସେହି ସ୍ତ୍ରୀକୁ ସେହି ଜଳ ପାନ କରାଇବ। 27 ଯେବେ ସେହି ସ୍ତ୍ରୀ ଭ୍ରଷ୍ଟ ଚରିତ୍ର ଏବଂ ତା’ର ସ୍ୱାମୀ ପ୍ରତି ଅବିଶ୍ୱସ୍ତ ହୋଇଥାଏ, ତେବେ ସେହି ଶାପଜନକ ଜଳ ତାହା ମଧ୍ୟରେ ପ୍ରବେଶ କରି ଯନ୍ତ୍ରଣା ଦେବ। ତାହାର ପ୍ରଜନନ ଅଙ୍ଗ ଫୁଲିବ ଏବଂ ଓହଳି ପଡ଼ିବ। ଆଉ ସେହି ସ୍ତ୍ରୀ ଆପଣା ଲୋକଙ୍କ ମଧ୍ୟରେ ଶାପ ସ୍ୱରୂପ ହେବ। 28 କିନ୍ତୁ ଯଦି ସେହି ସ୍ତ୍ରୀ ଅସତ୍ୟ ବ୍ୟବହାର ନ କରିଥାଏ କିନ୍ତୁ ପବିତ୍ର, ତେବେ ସେହି ଅଭିଶାପରୁ ମୁକ୍ତ ହେବ ଏବଂ ଗର୍ଭଧାରଣ କରିବ।

29 “ଏହା ଈର୍ଷାଜନକ ବ୍ୟବସ୍ଥା, ଯଥା: ସ୍ତ୍ରୀ ସ୍ୱାମୀର ଅଧୀନରେ ଥାଉ ଥାଉ ବିପଥଗାମୀ ହୋଇ ଅଶୁଚି ହେଲେ। 30 ଯଦି ଜଣେ ମନୁଷ୍ୟ ଏହି ବିଷୟରେ ତା’ର ସ୍ତ୍ରୀକୁ ସନ୍ଦେହ କରେ, ସେ ସେହି ସ୍ତ୍ରୀ କି ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରାଇବ, ପୁଣି ଯାଜକ ସେହି ସ୍ତ୍ରୀ ପ୍ରତି ଏହି ସମସ୍ତ ବ୍ୟବସ୍ଥା ପାଳନ କରିବ। 31 ତହିଁରେ ସେହି ପୁରୁଷ ଅପରାଧରୁ ମୁକ୍ତ ହେବ ଓ ସେ ସ୍ତ୍ରୀ ଅପରାଧ ବହନ କରିବ।”

ଗୀତସଂହିତା 39

ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନ୍ ପାଇଁ ଦାଉଦଙ୍କର ଗୀତ।

39 ମୁଁ କହିଲି, “ମୁଁ ଏଣିକି ଯାହା ବିଷୟରେ କହିବି ସାବଧାନ ହେବି।
    ମୁଁ ମୋର ଜିହ୍ୱାକୁ ପାପ କରିବାକୁ ସୁଯୋଗ ଦେବି ନାହିଁ।
ମୁଁ ଯେତେବେଳେ ଦୁଷ୍ଟ ଲୋକଙ୍କ ଗହଣରେ ଥିବି,
    ମୁଁ ମୋର ମୁଖକୁ ବନ୍ଦ ରଖିବି।”

ତେଣୁ ମୁଁ କିଛି କହିଲି ନାହିଁ।
    ଏପରିକି ମୁଁ କିଛି ଭଲ କଥା ମଧ୍ୟ କହିବି ନାହିଁ।
    କିନ୍ତୁ ଏହା ଦ୍ୱାରା ମୁଁ ଅଧିକ କ୍ରୋଧୀ ହେଲି।
ମୁଁ ଅତି କ୍ରୋଧିତ ଥିଲି।
    ମୁଁ ଯେତେବେଳେ ମୋର କ୍ରୋଧ ବିଷୟରେ ଭାବିଲି ଆହୁରି ଅଧିକ କ୍ରୋଧୀ ହେଲି।
    ତେଣୁ ମୁଁ ଜିହ୍ୱାରେ କିଛି କହି ପକାଇଲି।

ହେ ସଦାପ୍ରଭୁ, ତୁମ୍ଭେ ମୋତେ କୁହ ବର୍ତ୍ତମାନ ମୋର ଅବସ୍ଥା କ’ଣ ହେବ?
    ମୋତେ ତୁମ୍ଭେ କୁହ ମୁଁ ଆଉ କେତେ ଦିନ ବଞ୍ଚିବି?
    ମୋତେ ତୁମ୍ଭେ ଜଣାଅ ପ୍ରକୃତରେ ମୋର ଜୀବନକାଳ ଆଉ କେତେ ଦିନ ଅଛି।
ହେ ସଦାପ୍ରଭୁ, ତୁମ୍ଭେ ମୋତେ ଗୋଟିଏ କ୍ଷଣସ୍ଥାୟୀ ଜୀବନ ଦେଇଛ।
    ମୋର କ୍ଷଣସ୍ଥାୟୀ ଜୀବନ ତୁମ୍ଭ ତୁଳନାରେ କିଛି ନୁହେଁ।
ପ୍ରତ୍ୟେକ ଲୋକର ଜୀବନ ଏକ ମେଘଖଣ୍ଡ ସଦୃଶ ଯାହାକି ଖୁବ୍ ଶୀଘ୍ର ଭାସିଯାଏ, କେହି ଚିରଦିନ ବଞ୍ଚିରହେ ନାହିଁ।

ଆମ୍ଭର ଜୀବନ ହେଉଛି ଏକ ଦର୍ପଣର ପ୍ରତିବିମ୍ବ ସଦୃଶ।
    ଆମ୍ଭେ ଜୀବନସାରା ବସ୍ତୁ ପଛରେ ଧାଇଁ ଧାଇଁ କଟାଇ ଦେଉ।
    କିନ୍ତୁ ଆମ୍ଭେ ଜାଣୁନା ଆମ୍ଭର ମୃତ୍ୟୁପରେ ସେ ସବୁକୁ କିଏ ପାଇବ।

ହେ ମୋର ପ୍ରଭୁ, ମୋର ଆଉ କ’ଣ ଆଶା ଅଛି?
    ତୁମ୍ଭେ ମୋର ସମସ୍ତ ଆଶା ଓ ଭରସା।
ହେ ସଦାପ୍ରଭୁ, ତୁମ୍ଭେ ମୋତେ ସମସ୍ତ ଅଧର୍ମରୁ ଉଦ୍ଧାର କର।
    ମୋତେ ମୂର୍ଖ ଲୋକମାନଙ୍କ ଦ୍ୱାରା ନିନ୍ଦାପାତ୍ର କର ନାହିଁ।
ମୁଁ ମୋର ପାଟି ଖୋଲି ନାହିଁ।
    ମୁଁ କିଛି କହି ନାହିଁ।
    ହେ ସଦାପ୍ରଭୁ ତୁମ୍ଭେ ଯାହା କରିବା କଥା ତାହା କରିଛ।
10 ହେ ପରମେଶ୍ୱର, ମୋତେ ଆଉ ଦଣ୍ଡ ଦିଅ ନାହିଁ।
    ଯଦି ତୁମ୍ଭେ ମୋତେ ଦଣ୍ଡ ଦେବା ବନ୍ଦ କରିବ ନାହିଁ, ତୁମ୍ଭେ ମୋତେ ଧ୍ୱଂସ କରିଦେବ।
11 ହେ ସଦାପ୍ରଭୁ, ଯେଉଁମାନେ ଅପରାଧ କରନ୍ତି, ସେମାନଙ୍କୁ ତୁମ୍ଭେ ଦଣ୍ଡ ଦିଅ।
    ଉଚିତ୍ ଶିକ୍ଷା ଦେବା ପାଇଁ ଓ ସତ୍ ମାର୍ଗରେ ଯିବା ପାଇଁ କୀଟ ଯେପରି ଲୁଗାକୁ ନଷ୍ଟ କରିଦିଏ, ସେହିଭଳି ତୁମ୍ଭେ ସେହି ବ୍ୟକ୍ତିଙ୍କର ମୂଲ୍ୟବାନ୍ ବସ୍ତୁକୁ ଧ୍ୱଂସ କର।
    ହଁ, ଆମ୍ଭର ଜୀବନ ସବୁ, ଛୋଟିଆ ବାଦଲ ଖଣ୍ଡ ପରି ଯାହା ଖୁବ୍ ଶୀଘ୍ର ମଳାଇ ହୋଇଯାଏ।

12 ହେ ସଦାପ୍ରଭୁ ମୋର ପ୍ରାର୍ଥନା ଶୁଣ।
ମୁଁ ଯାହା ରୋଦନ କରି ତୁମ୍ଭକୁ କହୁଛି, ତାହା ତୁମ୍ଭେ ଶୁଣ।
    ମୋର ଲୋତକକୁ ଗ୍ଭହଁ, ମୁଁ ଜଣେ ପଥିକ ଯିଏ କି ତୁମ୍ଭ ସହିତ ଜୀବନ କଟାଉଛି।
    ମୋର ପୂର୍ବପୁରୁଷମାନଙ୍କ ପରି ମୁଁ ମଧ୍ୟ ଏଠାରେ ଅଳ୍ପଦିନ ବଞ୍ଚିବି।
13 ହେ ସଦାପ୍ରଭୁ, ମୋତେ ତୁମ୍ଭେ ଏକୁଟିଆ ଛାଡ଼ିଦିଅ
    ଓ ମୁଁ ମୃତ୍ୟୁମୁଖରେ ପଡ଼ି ନିଶ୍ଚିହ୍ନ ହେବା ପୂର୍ବରୁ ମୋତେ ତୁମ୍ଭେ ପ୍ରଫୁଲ୍ଲ ରଖ।

ପରମଗୀତ 3

ସେ (ସ୍ତ୍ରୀ) କହିଲେ

ରାତ୍ରିରେ ବିଛଣାରେ
    ମୁଁ ମୋର ନର ମଣିଷକୁ ଖୋଜିଲି ଯାହାକୁ ମୁଁ ପ୍ରେମ କରେ।
ମୁଁ ତାହାଙ୍କୁ ଖୋଜିଲି।
    କିନ୍ତୁ ମୁଁ ତାଙ୍କୁ ପାଇଲି ନାହିଁ।
ମୁଁ କହିଲି, ମୁଁ ଏବେ ଉଠି
    ନଗର ଭ୍ରମଣ କରିବି।
ଯାହାଙ୍କୁ ମୋର ପ୍ରାଣ ପ୍ରେମ କରେ,
    ତାହାଙ୍କୁ ମୁଁ ଗଳିଗଳି ଛକଛକ ଖୋଜିବି।

ମୁଁ ତାହାଙ୍କୁ ଖୋଜିଲି
    ମାତ୍ର ପାଇଲି ନାହିଁ।
ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ।
    ମୁଁ ସେମାନଙ୍କୁ ପଗ୍ଭରିଲି, “ଯାହାଙ୍କୁ ମୋର ପ୍ରାଣ ପ୍ରେମ କରେ, ତାହାଙ୍କୁ ତୁମ୍ଭେ ଦେଖିଛ କି?”

ସେମାନଙ୍କୁ ଛାଡ଼ିବାର ଅଳ୍ପକ୍ଷଣ ପରେ ଯାହାଙ୍କୁ ମୋର ପ୍ରାଣ ପ୍ରେମ କରେ,
    ତାହାଙ୍କୁ ମୁଁ ପାଇଲି।
ମୁଁ ତାହାଙ୍କୁ ମୋର ମାର ଗୃହର କୋଠରୀକୁ ନେଇଗଲି,
    ଯେଉଁଠାରେ ମୁଁ ଗର୍ଭରେ ସଞ୍ଚାରିତ ହୋଇଥିଲି,
    ମୁଁ ତାଙ୍କୁ ଧରି ରଖିଲି ଏବଂ ଯିବାକୁ ଦେଲି ନାହିଁ।

ସେ (ସ୍ତ୍ରୀ) ଲୋକମାନଙ୍କୁ କହିଲେ

ହେ ଯିରୁଶାଲମ ଚତୁର୍ପାର୍ଶ୍ୱର କ୍ଷେତ୍ରସବୁ,
    କ୍ଷେତ୍ରର ହରିଣ ଓ କୃଷ୍ଣସାର ମୃଗଗଣର ନାମରେ ପ୍ରତିଜ୍ଞା କର।
ଉଚିତ୍ ସମୟ ନ ହେବା ଯାଏ
    ତୁମ୍ଭେମାନେ ପ୍ରେମକୁ ଜାଗ୍ରତ କର ନାହିଁ।

ସେ (ପୁ) ଏବଂ ତାଙ୍କର ଅନୁଢ଼ା କନ୍ୟା

ସିଏ କିଏ ଅଟେ,
    ଯେଉଁ ସ୍ତ୍ରୀଲୋକ ଧୂମ୍ର ସ୍ତମ୍ଭ ତୁଲ୍ୟ ପ୍ରାନ୍ତରରୁ ଆସୁଅଛି?
ଗନ୍ଧରସ ଓ କୁନ୍ଦୁରୁରେ,
    ଗନ୍ଧବଣିକର ସର୍ବପ୍ରକାର ସୁଗନ୍ଧି ଚୂର୍ଣ୍ଣରେ ସୁବାସିତା ହୋଇ।

ଦେଖ, ତାହା ଶଲୋମନଙ୍କର ଘୋଡ଼ା ଗାଡ଼ି।
    ସେଠାରେ ଷାଠିଏ ଜଣ ଇସ୍ରାଏଲୀୟ ରଥକୁ ଘେରି ଅଛନ୍ତି।
ସେ ସମସ୍ତେ ‌‌ଖ‌ଡ଼୍‌ଗଧାରି ଓ ଯୁଦ୍ଧରେ ନିପୁଣ।
    ରାତ୍ରିକାଳରେ ଆଶଙ୍କା ହେତୁ।
    ପ୍ରତ୍ୟେକର କଟି ଦେଶରେ ସ୍ୱ ସ୍ୱ ‌‌ଖ‌ଡ଼୍‌ଗ ବନ୍ଧା ଥାଏ।

ଶଲୋମନ ରାଜା ଆପଣା ପାଇଁ ଲିବାନୋ‌ନ୍‌ର
    କାଠର ଏକ ପାଲିଙ୍କି ନିର୍ମାଣ କଲେ।
10 ସେ ତହିଁରେ ସ୍ତମ୍ଭସବୁ ରୂପାର,
    ତହିଁର ତଳଭାଗ ସୁବର୍ଣ୍ଣର ଓ ତହିଁର ଆସନ ବାଇଗଣି ରଙ୍ଗର
ଏବଂ ତହିଁର ଭିତର ପାଖଗୁଡ଼ିକ,
    ପ୍ରେମ ନିମନ୍ତେ ଯିରୁଶାଲମର ଚତୁର୍ପାର୍ଶ୍ୱର ଗ୍ରାମଗୁଡ଼ିକ ସାମଗ୍ରୀ ଦ୍ୱାରା ସଜ୍ଜିତ ହୋଇଥିଲା।

11 ଆଗୋ ସିୟୋନର କନ୍ୟାଗଣ,
    ତୁମ୍ଭେମାନେ ବାହାରେ ଯାଇ
ମୁକୁଟ ଭୂଷିତ ଶଲୋମନ ରାଜାଙ୍କୁ ଦେଖ।
    ତାହାଙ୍କ ବିବାହ ଦିନରେ ଓ ତାହାଙ୍କ ମନର ଆନନ୍ଦ ଦିନରେ
    ତାହାଙ୍କ ମାତା ତାହାଙ୍କୁ ସେହି ମୁକୁଟ ପିନ୍ଧାଇ ଅଛନ୍ତି

ଏବ୍ରୀ 3

ମୋଶାଙ୍କଠାରୁ ଯୀଶୁ ମହାନ

ଅତଏବ ତୁମ୍ଭେମାନେ ସମସ୍ତେ ଯୀଶୁଙ୍କଠାରେ ମନ ଦିଅ। ପରମେଶ୍ୱର ତାହାଙ୍କୁ ଆମ୍ଭପାଖକୁ ପଠାଇଛନ୍ତି। ସେ ଆମ୍ଭ ବିଶ୍ୱାସର ମହାଯାଜକ। ମୋ’ ପବିତ୍ର ଭାଇ ଓ ଭଉଣୀମାନେ, ମୁଁ ଏ କଥା ତୁମ୍ଭମାନଙ୍କୁ କହୁଛି ଯେ, ପରମେଶ୍ୱର ତୁମ୍ଭମାନଙ୍କୁ ସମସ୍ତଙ୍କୁ ଆହ୍ୱାନ କରିଛନ୍ତି। ପରମେଶ୍ୱର ଯୀଶୁଙ୍କୁ ମହାଯାଜକ ସ୍ୱରୂପେ ଆମ୍ଭ ପାଖକୁ ପଠାଇଛନ୍ତି। ମୋଶାଙ୍କ ପରି ଯୀଶୁ ମଧ୍ୟ ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ଥିଲେ। ଈଶ୍ୱରଙ୍କ ଗୃହରେ ଈଶ୍ୱର ଇଚ୍ଛା କରୁଥିବା ସମସ୍ତ କାର୍ଯ୍ୟ ସେ କଲେ। ଯେତେବେଳେ ଜଣେ ଲୋକ ଘରଟିଏ ତିଆରି କଲେ, ଲୋକେ ଘର ତୁଳନାରେ ସେହି ଲୋକକୁ ଅଧିକ ସମ୍ମାନ ଦିଅନ୍ତି। ଯୀଶୁଙ୍କ ପାଇଁ ମଧ୍ୟ ଏହା ପ୍ରଜୁଜ୍ୟ। ମୋଶାଙ୍କ ତୁଳନାରେ ଯୀଶୁ ଅଧିକ ସମ୍ମାନର ଯୋଗ୍ୟ। ପ୍ରତ୍ୟେକ ଘର କୌଣସି ଲୋକ ଦ୍ୱାରା ନିର୍ମିତ। କିନ୍ତୁ ପରମେଶ୍ୱର ସମସ୍ତ ବିଷୟ ନିର୍ମାଣ କରିଛନ୍ତି। ପରମେଶ୍ୱରଙ୍କ ଗୃହରେ ମୋଶା ଜଣେ ସେବକ ରୂପେ ବିଶ୍ୱସ୍ତ ଥିଲେ। ପରମେଶ୍ୱର ଭବିଷ୍ୟତରେ ଯାହାକିଛି କହିବେ, ସେ ଲୋକମାନଙ୍କୁ ସେହି କଥା କହିଥିଲେ। କିନ୍ତୁ ଖ୍ରୀଷ୍ଟ ପୁତ୍ର ଭାବେ ପରମେଶ୍ୱରଙ୍କ ଗୃହର ତତ୍ତ୍ୱାବଧାନରେ ବିଶ୍ୱସ୍ତ ଥିଲେ। ଆମ୍ଭେ ବିଶ୍ୱାସୀଗଣ ପରମେଶ୍ୱରଙ୍କ ଗୃହ ପରିବାର ସ୍ୱରୂପ ଅଟୁ। ଯଦି ଆମ୍ଭେ ସେହି ମହତ୍ ଆଶାର ଅପେକ୍ଷାରେ ଦୃଢ଼ ଓ ଅଟଳ ରହିବା, ତା’ହେଲେ ଆମ୍ଭ ଅନ୍ତରରେ ପରମେଶ୍ୱର ବାସ କରିବେ।

ଆମ୍ଭେ ପରମେଶ୍ୱରଙ୍କୁ ଅନୁସରଣ କରି ଗ୍ଭଲିଥିବା

ଅତଏବ ପବିତ୍ରଆତ୍ମା କୁହନ୍ତି:

“ଯଦି ତୁମ୍ଭେମାନେ “ଆଜି’ ପରମେଶ୍ୱରଙ୍କ ବାକ୍ୟ ଶୁଣ,
    ତେବେ ମରୁଭୂମିରେ ପରମେଶ୍ୱରଙ୍କୁ ପରୀକ୍ଷା କରିବା ଦିନ
ଯେପ୍ରକାର ପରମେଶ୍ୱରଙ୍କ ବିରୁଦ୍ଧରେ ଥିଲେ,
    ସେପ୍ରକାର ପୂର୍ବପରି ତୁମ୍ଭମାନଙ୍କ ହୃଦୟ କଠିନ ନ କର।
ଗ୍ଭଳିଶ୍ ବର୍ଷ ଧରି ତୁମ୍ଭ ଲୋକମାନେ ମରୁଭୂମିରେ ମୋର କାର୍ଯ୍ୟ ଗୁଡ଼ିକ ଦେଖିଲେ।
    ତଥାପି ସେମାନେ ମୋ’ ଧୈର୍ଯ୍ୟର ପରୀକ୍ଷା ନେଲେ।
10 ସେଥିପାଇଁ ମୁଁ ସେହି ଲୋକମାନଙ୍କ ପ୍ରତି କ୍ରୁଦ୍ଧ ଥିଲି।
    ମୁଁ କହିଥିଲି, ସେ ଲୋକମାନଙ୍କର ଚିନ୍ତାଧାରା ସର୍ବଦା ଭୁଲ୍ ଅଟେ।
    ସେମାନେ ମୋର ମାର୍ଗ ବୁଝନ୍ତି ନାହିଁ।
11 ଅତଏବ ମୁଁ କ୍ରୋଧରେ ପ୍ରତିଜ୍ଞା କରି କହିଥିଲି –
    ‘ସେ ଲୋକମାନେ କେବେ ହେଲେ ମୋର ବିଶ୍ରାମସ୍ଥଳରେ [a] ପ୍ରବେଶ କରିବେ ନାହିଁ।’” (A)

12 ଅତଏବ ଭାଇ ଓ ଭଉଣୀମାନେ, ତୁମ୍ଭ ମଧ୍ୟରେ କେହି ପାପ ନ କର, ଅବିଶ୍ୱାସୀ ନ ହୁଅ, ଓ ଜୀବିତ ପରମେଶ୍ୱରଙ୍କ ପ୍ରତି ବିମୁଖ ନ ହୁଅ, ଏଥିପାଇଁ ସାବଧନା ରୁହ। 13 କିନ୍ତୁ ପରସ୍ପରକୁ ପ୍ରତିଦିନ ଉତ୍ସାହିତ କର। “ଆଜିଦିନରେ” ପ୍ରଭୁଙ୍କ ପ୍ରତି ମନ ଦିଅ। ପାପର ଛଳନାପୂର୍ଣ୍ଣ ପ୍ରଲୋଭନରେ ପଡ଼ି ଲୋକେ ଯେପରି ହୃଦୟ କଠିନ ନ କରନ୍ତି, ଏଥିପାଇଁ ପରସ୍ପରକୁ ସାହାଯ୍ୟ କର। 14 କାରଣ ପ୍ରାରମ୍ଭରୁ ତୁମ୍ଭର ଯେଉଁ ଦୃଢ଼ ବିଶ୍ୱାସ ଥିଲା, ତାହା ଯଦି ଶେଷ ପର୍ଯ୍ୟନ୍ତ ବଜାୟ ରଖିବ, ତାହାହେଲେ ଯୀଶୁ ଖ୍ରୀଷ୍ଟଙ୍କ ସମସ୍ତ ଅଧିକାରରେ ସହଭାଗୀ ହେବ। 15 ଏହା ହିଁ ଶାସ୍ତ୍ର ମଧ୍ୟ କୁହେ:

“ତୁମ୍ଭେମାନେ ଯଦି ଆଜି ପରମେଶ୍ୱରଙ୍କ ବାକ୍ୟ ଶୁଣ,
    ତା’ହେଲେ ଅତୀତରେ ଯେପରି ତୁମ୍ଭେମାନେ ପରମେଶ୍ୱରଙ୍କ ବିରୁଦ୍ଧାଚରଣ କରିଥିଲ, ସେହିପରି ଆପଣା ହୃଦୟ କଠିନ ନ କର।” (B)

16 ପରମେଶ୍ୱରଙ୍କ ବାକ୍ୟ ଶୁଣି କେଉଁମାନେ ତାହାଙ୍କର ବିରୁଦ୍ଧାଚରଣ କରିଥିଲେ? ଯେଉଁମାନେ ମୋଶାଙ୍କ ଦ୍ୱାରା ମିଶର ଦେଶରୁ ବାହାରି ଆସିଥିଲେ, ଏମାନେ ସେହି ଲୋକ ଅଟନ୍ତି। 17 ପରମେଶ୍ୱର ଗ୍ଭଳିଶ୍ ବର୍ଷ ଧରି ତାହା ପ୍ରତି କ୍ରୋଧ କରିଥିଲେ? ଯେଉଁମାନେ ପାପ କରିଥିଲେ ସେମାନଙ୍କ ପ୍ରତି ପରମେଶ୍ୱର କ୍ରୋଧ କରିଥିଲେ। ସେମାନେ ମରୁଭୂମିରେ ମଲେ। 18 ପରମେଶ୍ୱରଙ୍କର କେଉଁ ଲୋକମାନେ ତାହାଙ୍କର ବିଶ୍ରାମସ୍ଥଳରେ ପ୍ରବେଶ କରିବେ ନାହିଁ ବୋଲି ପ୍ରତିଜ୍ଞା କରିଥିଲେ? ପରମେଶ୍ୱରଙ୍କ ଆଜ୍ଞାର ଅବାଧ୍ୟ ହେଉଥିବା ଲୋକମାନଙ୍କୁ ସେ ଏହା କହିଥିଲେ। 19 ଅତଏବ ଆମ୍ଭେ ଦେଖୁଛୁ ଯେ, ସେମାନେ ନିଜ ଅବିଶ୍ୱାସ ହେତୁ ସେଠାରେ ପ୍ରବେଶ କରିବା ପାଇଁ ଅସମର୍ଥ ହେଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center