M’Cheyne Bible Reading Plan
ଇସ୍ରାଏଲ ମରୁଭୂମିରେ ଇତଃସ୍ତତ ଭ୍ରମଣ କଲେ
2 “ଏହା ପରେ ସଦାପ୍ରଭୁ ଯେପରି କହିଲେ, ଆମ୍ଭେମାନେ ସେହିପରି କଲୁ। ଆମ୍ଭେମାନେ ସୂଫସାଗର ମଧ୍ୟଦେଇ ମରୁଭୂମି ଆଡ଼େ ଯାତ୍ରା କଲୁ। ଆମ୍ଭେମାନେ ସେୟୀର ପର୍ବତରେ ବହୁତ ଦିନ ଧରି ଭ୍ରମଣ କଲୁ। 2 ଏହା ପରେ ସଦାପ୍ରଭୁ ମୋତେ କହିଲେ, 3 ‘ତୁମ୍ଭେମାନେ ଏହି ପର୍ବତର ଚତୁର୍ପାର୍ଶ୍ୱରେ ବହୁତ ଦିନ ଧରି ଭ୍ରମଣ କରିଅଛ, ତେଣୁ ଉତ୍ତର ଦିଗ ଆଡ଼କୁ ଯାଅ। 4 ଏହିକଥା ଲୋକମାନଙ୍କୁ କହିଦିଅ। ତୁମ୍ଭମାନଙ୍କୁ ସେୟୀର ଦେଇ ଯିବାକୁ ହେବ। ସେହି ଦେଶ ତୁମ୍ଭମାନଙ୍କ ବଂଶଧର ଅର୍ଥାତ୍ ଏଷୌ ସନ୍ତାନମାନଙ୍କର ଦେଶ। ସେମାନେ ତୁମ୍ଭମାନଙ୍କୁ ଭୟ କରିବେ। ସାବଧାନ! 5 ସେମାନଙ୍କ ସହିତ ଯୁଦ୍ଧ କର ନାହିଁ, ମୁଁ ତୁମ୍ଭମାନଙ୍କୁ ସେହି ଦେଶ ଦେବି ନାହିଁ। ଏପରିକି ସେହି ଭୂମିରୁ ପାଦେ ମଧ୍ୟ ଭୂମି ତୁମ୍ଭମାନଙ୍କୁ ଦେବି ନାହିଁ। କାରଣ ମୁଁ ସେହି ପର୍ବତମୟ ଦେଶ ସେୟୀରକୁ, ଏଷୌକୁ ଉତ୍ତରାଧିକାରୀ ସୁତ୍ରରେ ଦେଇଅଛି। 6 ଏଷୌର ଲୋକମାନଙ୍କୁ, ତୁମ୍ଭେମାନେ ଖାଉଥିବା ଖାଦ୍ୟ ଓ ପିଉଥିବା ପାଣି ପାଇଁ ମୁଦ୍ରା ଦେବାକୁ ହେବ। 7 ମନେରଖ, ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତର ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିଛନ୍ତି। ସେ ଏହି ବିସ୍ତୀର୍ଣ୍ଣ ପ୍ରାନ୍ତରରେ ଯିବାର ସେ ମଧ୍ୟ ଜାଣନ୍ତି। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଦୀର୍ଘ ଗ୍ଭଳିଶ୍ ବର୍ଷ ଧରି ତୁମ୍ଭର ସହାୟ ହୋଇ ଆସିଛନ୍ତି। ତୁମ୍ଭର କୌଣସି ଅଭାବ ସେ କରି ନାହାନ୍ତି।’
8 “ତେଣୁ ଆମ୍ଭେମାନେ ଆମ୍ଭର ଭାତୃଗଣ ସେୟୀର ନିବାସୀ ଏଷୌମାନଙ୍କ ପାଖଦେଇ ଗଲୁ, ସେଠାରୁ ଏଲତ୍ ଓ ଇତ୍ସିୟୋନ-ଗେବର ପଦାଭୂମିରେ ପଥଠାରୁ ଯାତ୍ରା କରି ସେଠାରୁ ଆମ୍ଭେ ଫେରି ମୋୟାବ ପ୍ରାନ୍ତର ପଥଦେଇ ଯାତ୍ରା କଲୁ।
ଆରଠାରେ ଇସ୍ରାଏଲ
9 “ସଦାପ୍ରଭୁ ମୋତେ କହିଲେ, ‘ମୋୟାବର ଲୋକମାନଙ୍କର କ୍ଷତି କର ନାହିଁ। ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କର ନାହିଁ। ମୁଁ ସେମାନଙ୍କର କୌଣସି ଭୂମି ତୁମ୍ଭମାନଙ୍କୁ ଦେବି ନାହିଁ। ସେମାନେ ଲୋଟର ଭବିଷ୍ୟଦ୍ ବଂଶଧର। ମୁଁ ସେମାନଙ୍କୁ ଆର ନଗର ସେମାନଙ୍କର ବଂଶଧର ରୂପେ ଦେଇଅଛି।’”
10 ଅତୀତରେ ସେହି ସ୍ଥାନରେ ଏମୀୟ ଲୋକମାନେ ବାସ କରୁଥିଲେ। ସେମାନେ ଶକ୍ତିଶାଳୀ ଥିଲେ, ସେମାନେ ବହୁତ ସଂଖ୍ୟକ ଥିଲେ। ଏବଂ ଅନାକୀୟମାନଙ୍କ ପରି ଦୀର୍ଘକାୟ ଥିଲେ। 11 ଅନାକୀୟ ଲୋକମାନେ ରଫାୟୀୟମାନଙ୍କର ଏକ ଅଂଶ ଥିଲେ। ମାତ୍ର ମୋୟାବୀୟ ଲୋକମାନେ ସେମାନଙ୍କୁ ଏମୀୟ ବୋଲି କହିଲେ। 12 ହୋରୀୟ ଲୋକମାନେ ସେଠାରେ ପୂର୍ବେ ବାସ କରୁଥିଲେ। ମାତ୍ର ଏଷୌର ସନ୍ତାନଗଣ ସେମାନଙ୍କୁ ସେଠାରୁ ତଡ଼ି ଦେଲେ। ସେମାନଙ୍କୁ ବିନାଶ କଲେ ଓ ସେମାନଙ୍କ ସ୍ଥାନରେ ବାସ କଲେ। ଯେପରି ଇସ୍ରାଏଲ ସଦାପ୍ରଭୁଙ୍କ ଦତ୍ତ ଆପଣା ଅଧିକାର ଭୂମିରେ କଲେ।
13 “ସଦାପ୍ରଭୁ ମୋତେ କହିଲେ, ‘ସେରଦ୍ ଉପତ୍ୟକାର ସେ ପାଖକୁ ଯାଅ।’ ତେଣୁ ଆମ୍ଭେ ସେରଦ ଉପତ୍ୟକା ପାର ହେଲୁ। 14 କାଦେଶ ବର୍ଣ୍ଣେୟଠାରୁ ସେରଦ ଉପତ୍ୟକା ପାରହେବା ପର୍ଯ୍ୟନ୍ତ ଆମ୍ଭକୁ ଅଠତିରିଶ୍ ବର୍ଷ ଲାଗିଥିଲା। ଆମ୍ଭ ଛାଉଣି ମଧ୍ୟରୁ ସେହି ପୁରୁଷର ସମସ୍ତ ଯୋଦ୍ଧା ମରିଗଲେ ସେହି ସମୟ ମଧ୍ୟରେ। ଏହା ସଦାପ୍ରଭୁଙ୍କର ପ୍ରତିଜ୍ଞା ଥିଲା। 15 ସଦାପ୍ରଭୁଙ୍କର ହସ୍ତ ସେମାନଙ୍କ ବିପକ୍ଷରେ ସମସ୍ତ ଲୋକମାନଙ୍କୁ ଧ୍ୱଂସ କରିବା ପର୍ଯ୍ୟନ୍ତ ଥିଲା।
16 “ସମସ୍ତ ଯୋଦ୍ଧା ଲୋକମାନେ ଉଚ୍ଛିନ୍ନ ହୋଇଗଲା ପରେ। 17 ସଦାପ୍ରଭୁ ମୋତେ କହିଲେ, 18 ‘ତୁମ୍ଭେ ଆଜି ମୋୟାବର ସୀମା ଆର ଦେଇ ଯିବାକୁ ହେବ। 19 ତୁମ୍ଭେମାନେ ଅମ୍ମୋନ୍ ସନ୍ତାନଗଣ ନିକଟରେ ପହଞ୍ଚିବ, କିନ୍ତୁ ତୁମ୍ଭେମାନେ ସେମାନଙ୍କୁ କ୍ଳେଶ ଦେବ ନାହିଁ। ସେମାନଙ୍କ ସହିତ ଯୁଦ୍ଧ କର ନାହିଁ। କାରଣ ତୁମ୍ଭକୁ ସେ ଦେଶ ଦେବା ନାହିଁ। କାରଣ ସେମାନେ ହେଉଛନ୍ତି ଲୋଟର ବଂଶଧର। ଆମ୍ଭେ ସେମାନଙ୍କୁ ଏହିଦେଶ ଦେଇଅଛୁ।’”
20 ସେହି ଦେଶ ରଫାୟୀୟମାନଙ୍କ ଦେଶଭାବେ ଜଣାଶୁଣା। ଅତୀତରେ ରଫାୟୀୟମାନେ ସେଠାରେ ବାସ କରୁଥିଲେ। ଅମ୍ମୋନ ଲୋକମାନେ ସେମାନଙ୍କୁ ସମ୍ସୁମ୍ମୀୟ ବୋଲି କହୁଥିଲେ। 21 ସେଠାରେ ବହୁସଂଖ୍ୟକ ଶକ୍ତିଶାଳୀ ସମ୍ସୁମ୍ମୀୟମାନେ ବାସ କରୁଥିଲେ। ସେମାନେ ବହୁତ ଡେଙ୍ଗା ଓ ଅନାକୀୟମାନଙ୍କ ପରି ଦୀର୍ଘକାୟ ଲୋକଥିଲେ। କିନ୍ତୁ ସଦାପ୍ରଭୁ ଅମ୍ମୋନୀୟ ଲୋକମାନଙ୍କର ସହାୟ ହେଲେ ସମ୍ସୁମ୍ମୀୟମାନଙ୍କୁ ବିନାଶ କରିବା ପାଇଁ। ଅମ୍ମୋନୀୟ ଲୋକମାନେ ସମ୍ସୁମ୍ମୀୟ ଲୋକମାନଙ୍କୁ ଅଧିକାର ଚ୍ୟୁତ କରି ସେହିଠାରେ ବାସ କଲେ। ଏବଂ ସେହିଠାରେ ଏବେ ମଧ୍ୟ ବାସ କରୁଛନ୍ତି। 22 ପରମେଶ୍ୱର ସେୟୀର ନିବାସୀ ଏଷୌ ସନ୍ତାନଗଣ ନିମନ୍ତେ ଠିକ୍ ସେହିପରି କରିଥିଲେ। ଅର୍ଥାତ୍ ସେମାନଙ୍କ ସମ୍ମୁଖରୁ ହୋରୀୟମାନଙ୍କୁ ବିନଷ୍ଟ କଲେ। ତହିଁରେ ସେମାନେ ସେମାନଙ୍କୁ ଅଧିକାରଚ୍ୟୁତ କରି ଆଜି ପର୍ଯ୍ୟନ୍ତ ସେହିଠାରେ ବାସ କରୁଛନ୍ତି। 23 ପରମେଶ୍ୱର ଠିକ୍ ସେହିପରି ମଧ୍ୟ କରିଥିଲେ। କପ୍ତୋରୀୟମାନଙ୍କ ପ୍ରତି ଅବ୍ବୀୟ ଲୋକମାନେ ଘସା ନିକଟବର୍ତ୍ତୀ ସହରରେ ବାସ କରୁଥିଲେ। କିନ୍ତୁ କପ୍ତୋରୀୟ ଲୋକେ ଅବ୍ବୀୟମାନଙ୍କୁ ଧ୍ୱଂସ କଲେ। ସେହି କପ୍ତୋରୀୟ ଲୋକମାନେ ସେମାନଙ୍କଠାରୁ ଅଧିକାର ଛିନ୍ନ କରି ସେଠାରେ ଏବେ ପର୍ଯ୍ୟନ୍ତ ବାସ କରୁଛନ୍ତି।
ଇମୋରୀୟ ଲୋକମାନଙ୍କ ସହିତ ଯୁଦ୍ଧ
24 “ସଦାପ୍ରଭୁ ମୋତେ କହିଲେ, ‘ଅର୍ଣ୍ଣୋନ ଉପତ୍ୟକା ପାର ହେବା ପାଇଁ ପ୍ରସ୍ତୁତ ହୁଅ। ଆମ୍ଭେ ହିଷ୍ବୋନର ରାଜା ଇମୋରୀୟ ସୀହୋନକୁ ଓ ତାଙ୍କ ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କଲୁ। ତେଣୁ ତାଙ୍କ ସହିତ ଯୁଦ୍ଧ କର ଓ ତାଙ୍କର ଦେଶ ଅଧିକାର କର। 25 ଆଜି ଆମ୍ଭେ ସବୁଆଡ଼େ ସମସ୍ତଙ୍କ ମନରେ ତୁମ୍ଭ ବିଷୟରେ ଭୟ ସୃଷ୍ଟି କରିବୁ। ସେମାନେ ଏହି ଖବର ପାଇଲା ମାତ୍ରେ ସେମାନେ ବହୁତ ଭୟ କରିବେ ଓ ଭୟରେ ଥରିବେ।’
26 “ଯେତେବେଳେ ମୁଁ କଦେମୋତ୍ ପ୍ରାନ୍ତରରୁ ହିଷ୍ବୋନର ରାଜା ସୀହୋନ ନିକଟକୁ ଦୂତଦ୍ୱାରା ଶାନ୍ତିବାର୍ତ୍ତା ପଠାଇଲି। ସେମାନେ କହିଲେ, 27 ‘ତୁମ୍ଭ ଦେଶ ଦେଇ ଆମ୍ଭକୁ ଯିବାକୁ ଦିଅ। ଆମ୍ଭେ ବାଟେ ବାଟେ ଯିବୁ, ବାମକୁ କିଅବା ଦକ୍ଷିଣକୁ ଯିବୁ ନାହିଁ। 28 ଆମ୍ଭେ ତୁମ୍ଭ ଦେଶରେ ଯେଉଁ ଖାଦ୍ୟ ଖାଇବୁ ଓ ପାନୀୟ ପିଇବୁ, ସେଥିପାଇଁ ଆମ୍ଭେ ତୁମ୍ଭକୁ ରୂପାର ମୂଲ୍ୟ ଦେବୁ। ତୁମ୍ଭ ଦେଶ ମଧ୍ୟରେ ଆମ୍ଭେ କେବଳ ପଦାଗ୍ଭରଣ କରି ଯିବୁ। 29 ଆମ୍ଭେ ଯର୍ଦ୍ଦନ ନଦୀ ପାର ହେବା ପର୍ଯ୍ୟନ୍ତ ତୁମ୍ଭ ଦେଶ ମଧ୍ୟଦେଇ ଯିବାକୁ ଦିଅ। ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭକୁ ଯେଉଁ ଦେଶ ଦେଇଛନ୍ତି, ସେ ଦେଶକୁ ଯିବା ପାଇଁ ଆମ୍ଭକୁ ତୁମ୍ଭ ଦେଶ ଦେଇ ଯିବାକୁ ଦିଅ। ଅନ୍ୟ ଲୋକମାନେ ଓ ଆଉ ନିବାସୀ ମୋୟାବୀୟମାନେ ଯଥା ଏଷୌର ସନ୍ତାନଗଣ ଆମ୍ଭମାନଙ୍କୁ ଯେପରି ଯିବାକୁ ଦେଇଛନ୍ତି, ସେହିପରି ତୁମ୍ଭେମାନେ ଆମ୍ଭମାନଙ୍କୁ ତୁମ୍ଭ ଦେଶ ଦେଇ ଯିବାକୁ ଦିଅ।’
30 “କିନ୍ତୁ ହିଷ୍ବୋନର ରାଜା ସୀହୋନ୍ ତାଙ୍କ ଦେଶ ମଧ୍ୟଦେଇ ଆମ୍ଭମାନଙ୍କୁ ଯିବାକୁ ଦେଲେ ନାହିଁ। ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତାଙ୍କର ହୃଦୟ କଠିନ କରାଇଲେ। ସଦାପ୍ରଭୁ ଏପରି କଲେ, ତୁମ୍ଭେମାନେ ସୀହୋନକୁ ପରାସ୍ତ କରି ପାରିବ, ଏବଂ ଆଜି ଆମ୍ଭେ ଜାଣିଲୁ ବାସ୍ତବରେ କ’ଣ ସବୁ ଘଟିଲା।
31 “ସଦାପ୍ରଭୁ ମୋତେ କହିଲେ, ‘ଆମ୍ଭେ ସୀହୋନ ଏବଂ ତାଙ୍କର ରାଜାଙ୍କୁ ସମର୍ପଣ କରିବା। ବର୍ତ୍ତମାନ ଯାଅ ସେହି ଦେଶକୁ ଅଧିକାର କର!’
32 “ଏହା ପରେ ରାଜା ସୀହୋନ ଏବଂ ତାଙ୍କର ସମସ୍ତ ଲୋକେ ଆମ୍ଭ ସହିତ ଯୁଦ୍ଧ କରିବାକୁ ଯହସ ନାମକ ସ୍ଥାନକୁ ବାହାରି ଆସିଲେ। 33 କିନ୍ତୁ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ, ଆମ୍ଭେମାନେ ରାଜା ସୀହୋନକୁ, ତାଙ୍କର ପୁତ୍ରମାନଙ୍କୁ ଏବଂ ତାଙ୍କର ସମସ୍ତ ଲୋକମାନଙ୍କୁ ପରାସ୍ତ କଲୁ। 34 ସେ ସମୟରେ ରାଜା ସୀହୋନଙ୍କର ସମସ୍ତ ସହର ଓ ସମସ୍ତ ନଗରମାନଙ୍କୁ ହସ୍ତଗତ କଲୁ ଏବଂ ନଗରବାସୀ ସ୍ତ୍ରୀ ଓ ବାଳକ ସମେତ ସମସ୍ତ ଲୋକମାନଙ୍କୁ ବଧ କଲୁ। କାହାରିକୁ ଜୀବିତ ରଖିଲୁ ନାହିଁ। 35 ଆମ୍ଭେମାନେ କେବଳ ପଶୁଗଣକୁ ଓ ଯେଉଁ ଯେଉଁ ନଗର ହସ୍ତଗତ କଲୁ ତାହାର ସବୁ ଲୁଟିତ ଦ୍ରବ୍ୟ ଆମ୍ଭେମାନେ ନିଜ ନିଜ ପାଇଁ ଗ୍ରହଣ କଲୁ। 36 ଅର୍ଣ୍ଣୋନ ଉପତ୍ୟକା ନିକଟସ୍ଥ ଆରୋୟେରଠାରୁ ଏବଂ ଉପତ୍ୟକାର ମଧ୍ୟବର୍ତ୍ତୀଠାରୁ ଗିଲିୟଦ ପର୍ଯ୍ୟନ୍ତ, ଏହି ନଗର ହିଁ ଆମ୍ଭମାନଙ୍କର ଶକ୍ତିର ଅତିରିକ୍ତ ନ ଥିଲା। ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭ ସମ୍ମୁଖରେ ସବୁ ସମର୍ପଣ କଲେ। 37 କେବଳ ଅମ୍ମୋନ-ସନ୍ତାନଗଣଙ୍କ ଦେଶ ଅର୍ଥାତ ଯବ୍ବୋକ୍ ନଦୀର ପାର୍ଶ୍ୱସ୍ଥ ପ୍ରଦେଶ ଓ ପର୍ବତମୟ ସକଳ ନଗର ପ୍ରଭୃତି ଯେଉଁ ଦେଶ ବିଷୟରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ନିଷେଧ କରିଥିଲେ, ତହିଁ ନିକଟକୁ ତୁମ୍ଭେମାନେ ଯାଅ ନାହିଁ।
ଆସଫର ଏକ ପ୍ରଶଂସା ଗୀତ।
83 ହେ ପରମେଶ୍ୱର, ତୁମ୍ଭେ ନୀରବ ରୁହ ନାହିଁ!
ତୁମ୍ଭର କାନ ବନ୍ଦ କର ନାହିଁ!
ହେ ପରମେଶ୍ୱର, ଦୟାକରି କିଛି କୁହ!
2 ହେ ପରମେଶ୍ୱର, ତୁମ୍ଭର ଶତ୍ରୁଗଣ ତୁମ୍ଭ ବିରୁଦ୍ଧରେ ଯୋଜନା କରୁଛନ୍ତି
ଏବଂ ସେମାନେ ଶୀଘ୍ର ତୁମ୍ଭକୁ ଆକ୍ରମଣ କରିବେ।
3 ସେମାନେ ତୁମ୍ଭର ଲୋକମାନଙ୍କ ବିରୁଦ୍ଧରେ ଗୁପ୍ତ ମନ୍ତ୍ରଣା କରନ୍ତି।
ତୁମ୍ଭର ଶତ୍ରୁଗଣ ତୁମ୍ଭ ପ୍ରିୟ ଲୋକମାନଙ୍କ ବିରୁଦ୍ଧରେ ଯୋଜନା କରୁଛନ୍ତି।
4 ସେହି ଶତ୍ରୁମାନେ କହନ୍ତି, “ଆସ ଆମ୍ଭେମାନେ ସେମାନଙ୍କୁ ପୁରାପୁରି ଧ୍ୱଂସ କରିଦେବା, ତେବେ ସେମାନେ ଗୋଟିଏ ଜାତି ହୋଇ ରହିବେ ନାହିଁ।
ତାହାହେଲେ ଇସ୍ରାଏଲର ନାମକୁ କେହି ମନେପକାଇବେ ନାହିଁ।”
5 ହେ ପରମେଶ୍ୱର, ସେମାନେ ସେମାନଙ୍କର ଯୋଜନାରେ ଏକତ୍ରିତ ହୋଇଛନ୍ତି।
ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଏକ ଚୁକ୍ତି କରିଛନ୍ତି।
6-7 ଇଦୋମର ବଂଶଧର ଇଶ୍ମାୟେଲୀୟମାନେ, ମୋୟାବ ଓ ହାଗରୀୟମାନେ, ଗବାଲ୍, ଅମ୍ମୋନ, ଅମାଲେକ୍
ଓ ସୋର ନିବାସୀଙ୍କ ସହିତ ପଲେଷ୍ଟୀୟମାନେ ସମସ୍ତେ
ତୁମ୍ଭ ବିରୁଦ୍ଧରେ ନିୟମ ସ୍ଥାପନ କରିଅଛନ୍ତି।
8 ଏପରିକି ଅଶୂରୀୟ ମଧ୍ୟ ସେମାନଙ୍କ ସଙ୍ଗେ ଯୋଗ ଦେଇଛନ୍ତି।
ସେମାନେ ଲୋଟ-ସନ୍ତାନଗଣଙ୍କୁ ବହୁତ ଶକ୍ତିଶାଳୀ କରିଅଛନ୍ତି।
9 ହେ ପରମେଶ୍ୱର, ଶତ୍ରୁମାନଙ୍କୁ ଏପରି ପରାସ୍ତ କର, ଯେପରି ମିଦିୟନମାନଙ୍କୁ,
ସୀଷରା ଓ ଯାବୀନକୁ କିଶୋନ ନଦୀ ନିକଟରେ ପରାସ୍ତ କରିଥିଲ।
10 ସେମାନଙ୍କୁ ଐନଦୋର ନିକଟରେ ପରାସ୍ତ କଲ
ଏବଂ ସେମାନଙ୍କ ଶରୀର ସେହି ସ୍ଥାନରେ ସଢ଼ି ଗଲା।
11 ତୁମ୍ଭେ ସେମାନଙ୍କ ପ୍ରଧାନବର୍ଗଙ୍କୁ ଓରେବ୍, ସେବର,
ସେବହ ଓ ସଲ୍ମୁନ୍କୁ ପରାସ୍ତ କଲା ପରି ପରାସ୍ତ କର।
12 ସେହି ନେତାମାନେ କହିଲେ, “ସେମାନେ ତୁମ୍ଭର ଭୂମି ଛାଡ଼ିବା ପାଇଁ
ଆମ୍ଭକୁ ବାଧ୍ୟ କରିବେ।”
13 ମୋର ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ଘୂର୍ଣ୍ଣିବାୟୁ ଦ୍ୱାରା ଗଛ ଉପୁଡ଼ିଲା ପରି
ଏବଂ ବାୟୁ ସମ୍ମୁଖରେ କୁଟାପରି ଛିନ୍ଛତ୍ର କର।
14 ଅଗ୍ନିରେ ପୋଡ଼ି, ଜଙ୍ଗଲ ଓ ପାହାଡ଼ ଧ୍ୱଂସ ହେଲା ପରି
ଶତ୍ରୁମାନଙ୍କୁ ଧ୍ୱଂସ କର।
15 ହେ ପରମେଶ୍ୱର, ସେହି ଲୋକମାନଙ୍କୁ ଝଡ଼ରେ ଧୂଳି ଉଡ଼ିଲାପରି ଦୂରେଇ ଦିଅ।
ଆପଣା ପ୍ରଚଣ୍ଡ ବତାସଦ୍ୱାରା ସେମାନଙ୍କୁ ଭୟଭୀତ କର।
16 ହେ ପରମେଶ୍ୱର, ସେମାନେ ଯେପରି ତୁମ୍ଭର ନାମ ଅନ୍ୱେଷଣ ନ କରିବା ପର୍ଯ୍ୟନ୍ତ
ସେମାନଙ୍କୁ ଲଜ୍ଜାରେ ଆଚ୍ଛାଦନ କର।
17 ହେ ପରମେଶ୍ୱର ସେମାନଙ୍କୁ ଭୟଭୀତ ଓ ଚିରଦିନ ପାଇଁ ଲଜ୍ଜିତ କର।
ସେମାନଙ୍କୁ ଅପମାନିତ କର ଓ ବିନାଶ କର।
18 ଏହା ପରେ ସେମାନେ ଜାଣିବେ ଯେ,
ଯାହାର ନାମ ଯିହୋବାଃ,
ତୁମ୍ଭେ ପ୍ରକୃତରେ, ସମୁଦାୟ ଭୂମଣ୍ଡଳରେ
ସର୍ବୋପରିସ୍ଥ ପରମେଶ୍ୱର ଅଟ।
ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ୱରରେ କୋରହ ସନ୍ତାନଗଣର ଗୀତ।
84 ହେ ସର୍ବଶକ୍ତିମାନ୍ ସଦାପ୍ରଭୁ ତୁମ୍ଭର ପବିତ୍ର ତମ୍ବୁ [a] ବାସ୍ତବରେ ସୁନ୍ଦର ଅଟେ।
2 ହେ ସଦାପ୍ରଭୁ, ମୁଁ ଅନ୍ୟ କିଛି ଅପେକ୍ଷା,
ତୁମ୍ଭ ମନ୍ଦିରର ଅଗଣାରେ ପ୍ରବେଶ କରିବାକୁ ଅଧିକ ଗ୍ଭହେଁ।
ମୋର ହୃଦୟ ଓ ଶରୀର ଆନନ୍ଦର ସହିତ ଜୀବନ୍ତ ପରମେଶ୍ୱରଙ୍କ ଦର୍ଶନ ନିମନ୍ତେ ବ୍ୟାକୁଳ।
3 ହେ ସୈନ୍ୟାଧିପତି ସଦାପ୍ରଭୁ, ମୋର ରାଜା, ମୋର ପରମେଶ୍ୱର,
ଏପରିକି ପକ୍ଷୀମାନେ ନିଜ ପାଇଁ ଏକ ଗୃହ
ଏବଂ ପକ୍ଷୀମାନେ ଛୁଆ ରଖିବା ପାଇଁ
ତୁମ୍ଭର ଯଜ୍ଞବେଦି ପାଖରେ ଏକ ବସା ପାଇଛନ୍ତି।
4 ଯେଉଁ ଲୋକମାନେ ତୁମ୍ଭ ପବିତ୍ର ମନ୍ଦିରରେ ବାସ କରନ୍ତି ସେମାନେ ଧନ୍ୟ,
ସେମାନେ ସର୍ବଦା ତୁମ୍ଭର ପ୍ରଶଂସା କରୁଥିବେ।
5 ସେହି ଲୋକମାନେ କେତେ ଭାଗ୍ୟବାନ୍ ଯେଉଁମାନଙ୍କର ଶକ୍ତି ତୁମ୍ଭଠାରୁ ଆସେ।
ଏବଂ ଯେଉଁମାନେ ତୁମ୍ଭ ମନ୍ଦିରରେ ଭ୍ରମଣ ଚିନ୍ତା କରନ୍ତି।
6 ସେମାନେ କ୍ରନ୍ଦନ ଉପତ୍ୟକା ଦେଇ ଯାଆନ୍ତି,
ଯେଉଁଠି ଏକ ଝରଣା ସୃଷ୍ଟି ହୋଇଛି।
ଶରତ ଋତୁରେ ବର୍ଷାପାଣି ପୁଷ୍କରିଣୀ ସୃଷ୍ଟି କରେ।
7 ସେମାନେ ପ୍ରତ୍ୟେକ ସିୟୋନରେ ପରମେଶ୍ୱରଙ୍କ ଆଗରେ ଉପସ୍ଥିତ ହେବା ପର୍ଯ୍ୟନ୍ତ
ଲୋକମାନେ ସହରରୁ ସହରକୁ [b] ଭ୍ରମଣ କରନ୍ତି।
8 ସର୍ବଶକ୍ତିମାନ ସଦାପ୍ରଭୁ ପରମେଶ୍ୱର, ମୋର ପ୍ରାର୍ଥନା ଗ୍ରହଣ କର।
ହେ ଯାକୁବର ପରମେଶ୍ୱର, ମୋର କଥା ଶ୍ରବଣ କର।
9 ହେ ପରମେଶ୍ୱର, ଆମ୍ଭର ଢାଲ ସ୍ୱରୂପ ଦୃଷ୍ଟିପାତ କର
ଓ ତୁମ୍ଭର ଅଭିଷିକ୍ତ ରାଜାଙ୍କୁ ଦୟାକର।
10 ଅନ୍ୟସ୍ଥାନରେ ଏକ ହଜାର ଦିନଠାରୁ
ତୁମ୍ଭ ମନ୍ଦିରରେ ଏକଦିନ ବହୁତ ଭଲ।
ଦୁଷ୍ଟ ଲୋକମାନଙ୍କ ଗୃହରେ ବାସ କରିବା ଅପେକ୍ଷା
ପରମେଶ୍ୱରଙ୍କ ମନ୍ଦିର ସମ୍ମୁଖରେ ଛିଡ଼ା ହେବା ଭଲ।
11 ସୂର୍ଯ୍ୟ ଯେପରି ତା’ର ଆଲୋକର କିରଣ ତଳକୁ ପଠାଇବା ପରି
ସଦାପ୍ରଭୁ ଆମ୍ଭକୁ କରୁଣା ଓ ଦୟା ପ୍ରଦାନ କରନ୍ତି।
ସେ ଆମ୍ଭର ଢାଲ ଅଟନ୍ତି, କିନ୍ତୁ ଯେଉଁମାନେ ଠିକ୍ କାର୍ଯ୍ୟ କରନ୍ତି
ସେମାନଙ୍କ ପାଖକୁ ଆସୁଥିବା ଉତ୍ତମ ଜିନିଷଗୁଡ଼ିକୁ ସେ ଅଟକାନ୍ତି ନାହିଁ।
12 ହେ ସର୍ବଶକ୍ତିମାନ ସଦାପ୍ରଭୁ,
ଯେଉଁ ଲୋକମାନେ ତୁମ୍ଭକୁ ବିଶ୍ୱାସ କରନ୍ତି ସେମାନେ କେତେ ଭାଗ୍ୟବାନ୍।
ଇସ୍ରାଏଲ ପରମେଶ୍ୱରଙ୍କୁ ବିଶ୍ୱାସ କରିବା ଉଚିତ୍ ମାତ୍ର ମିଶରକୁ ନୁହେଁ
30 ସଦାପ୍ରଭୁ କହିଲେ, “ଏହି ବିଦ୍ରୋହୀ ସନ୍ତାନଗଣଙ୍କୁ ଦେଖ। ସେମାନେ ମନ୍ତ୍ରଣା କରନ୍ତି ମାତ୍ର ସାହାଯ୍ୟ ଗ୍ଭହାନ୍ତି ନାହିଁ। ସେମାନେ ପାପ ଉପରେ ପାପ କରି ଗ୍ଭଲନ୍ତି ମାତ୍ର ମୋର ଆତ୍ମା ଦ୍ୱାରା ନୁହେଁ। ତେଣୁ ସେମାନେ ସନ୍ତାପର ପାତ୍ର। 2 ଏହି ସନ୍ତାନଗଣ ମୋତେ ନ ପଗ୍ଭରି ଫାରୋଙ୍କ ବଳରେ ବଳୀୟାନ ହେବାକୁ ଓ ମିଶରରେ ଆଶ୍ରୟ ନେବାକୁ ମିଶର ଯାତ୍ରା କରନ୍ତି।
3 “ମାତ୍ର ଫାରୋର ବଳ ତୁମ୍ଭମାନଙ୍କୁ ସୁରକ୍ଷା ଦେଇ ପାରିବ ନାହିଁ କି ମିଶର ତୁମ୍ଭମାନଙ୍କୁ ଆଶ୍ରୟ ଦେଇ ପାରିବ ନାହିଁ। 4 କାରଣ ତୁମ୍ଭମାନଙ୍କର ଅଧିପତିଗଣ ସୋୟନରେ ଅଛନ୍ତି ଓ ତୁମ୍ଭର ରାଜଦୂତଗଣ ହାନେଷକୁ ଆସିଛନ୍ତି। 5 ସେମାନେ ହତାଶ ହେବେ କାରଣ ଯେଉଁ ବ୍ୟକ୍ତିମାନଙ୍କ ଉପରେ ସେମାନେ ସାହାଯ୍ୟ ପାଇଁ ବିଶ୍ୱାସ କରିବେ, ସେମାନେ ସାହାଯ୍ୟ କରିବେ ନାହିଁ। ସେମାନେ ଲଜ୍ଜା ଏବଂ କଳଙ୍କ ପାଇବେ।”
ଯିହୁଦା ପ୍ରତି ପରମେଶ୍ୱରଙ୍କ ବାର୍ତ୍ତା
6 ଦକ୍ଷିଣର ପଶୁଗଣଙ୍କ ପ୍ରତି ଦୁଃଖ ବାର୍ତ୍ତା:
ଯିହୁଦାର ଦକ୍ଷିଣ ପ୍ରାନ୍ତ ଅତି ଭୟଙ୍କର ସ୍ଥାନ। ସେ ସ୍ଥାନ ସିଂହ, ସିଂହୀ, କାଳସର୍ପ ଓ ଉଡ୍ଡୀୟମାନ ଅଗ୍ନିମୟ ସର୍ପରେ ପରିପୂର୍ଣ୍ଣ। ସେହି ସଙ୍କଟମୟ ଓ ଯନ୍ତ୍ରଣାମୟ ଗୋଷ୍ଠୀ ଉପକାର କରିବ ନାହିଁ। ମାତ୍ର ଏପରି ଏକ ଗୋଷ୍ଠୀ ନିକଟକୁ ସେମାନେ ଯୁବା ଗର୍ଦ୍ଦଭଗଣଙ୍କ ସ୍କନ୍ଧରେ ନିଜ ନିଜର ଧନ ଓ ଓଟମାନଙ୍କ ପିଠି ଉପରେ ନିଜ ନିଜର ସମ୍ପତ୍ତି ବହନ କରି ନିଅନ୍ତି। 7 ସେହି ମିଶର ବୃଥା ଓ ମିଥ୍ୟାରେ ସାହାଯ୍ୟ କରେ। ତେଣୁ ମୁଁ ତାକୁ “ନିଷ୍କର୍ମା ରାହାବ” ବୋଲି ନାମକରଣ କରିଛି।
8 ଏବେ ଯାଅ, ସେମାନଙ୍କ ସାକ୍ଷାତରେ ଏକ ଫଳକରେ ତାହା ଲେଖ। ଏକ ପୁସ୍ତକରେ ତାହା ଲିପିବଦ୍ଧ କର ଯେପରି କି ତାହା ଆସନ୍ତାକାଲି ଓ ଅନନ୍ତକାଳ ପର୍ଯ୍ୟନ୍ତ ରହିବ।
9 ସେମାନେ ବିଦ୍ରୋହୀ ଗୋଷ୍ଠୀ, ମିଥ୍ୟାବାଦୀ ସନ୍ତାନ। ସେମାନେ ସଦାପ୍ରଭୁଙ୍କ ଶିକ୍ଷାସମୂହକୁ ଶୁଣିବାକୁ ଅସମ୍ମତ। 10 ସେମାନେ ଦର୍ଶକମାନଙ୍କୁ କୁହନ୍ତି, “ତୁମ୍ଭେମାନେ ଦର୍ଶନ କର ନାହିଁ ଓ ଭବିଷ୍ୟଦ୍ବକ୍ତାମାନଙ୍କୁ କୁହନ୍ତି ତୁମ୍ଭେମାନେ ଆମ୍ଭମାନଙ୍କ ନିକଟରେ ବିଶ୍ୱାସ ବାକ୍ୟ ପ୍ରଗ୍ଭର କର ନାହିଁ। ଆମ୍ଭମାନଙ୍କୁ କୋମଳ କଥା କୁହ ଓ ଭ୍ରାନ୍ତିଜନକ ବାକ୍ୟ ପ୍ରଗ୍ଭର କର। 11 ତୁମ୍ଭେମାନେ ପଥରୁ ବାହାରି ଯାଅ, ବାଟ ଛାଡ଼ିଦିଅ। ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଦୂର କରାଅ।”
ଯିହୁଦାର ସାହାଯ୍ୟ କେବଳ ପରମେଶ୍ୱରଙ୍କଠାରୁ ଆସେ
12 ଇସ୍ରାଏଲର ଧର୍ମସ୍ୱରୂପ ଏହି କଥା କୁହନ୍ତି, “ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟକୁ ତୁଚ୍ଛ କରୁଛ। ପୁଣି ଉପଦ୍ରବ ଓ କୁଟିଳତାରେ ବିଶ୍ୱାସ କରି ତହିଁ ଉପରେ ନିର୍ଭର କରୁଛ। 13 ସେହି ପାପ ପତନ ହେବ, ଠିକ୍ ଯେପରି ଉଚ୍ଚ କାନ୍ଥରେ ଫାଟ ଦେଇ ପାଣି ପ୍ରବେଶ କରିବ ଏବଂ ଶୀଘ୍ର ପତନ ଘଟିବ। 14 ତୁମ୍ଭେମାନେ ଗୋଟିଏ ମାଟିର ପାତ୍ର ପରି ଭାଙ୍ଗି ଚୂର୍ଣ୍ଣ ବିଚୂର୍ଣ୍ଣ ହୋଇଯିବ। ତାହା ଏପରି ଅଦରକାରୀ ହେବ ଯେ ସେଥିରୁ ଖଣ୍ଡେ ହେଲେ ଖପରା ମିଳିବ ନାହିଁ ଯେଉଁଥିରେ ଚୁଲ୍ଲୀରୁ ନିଆଁ ଆଣି ହେବ ନାହିଁ କି କୁଣ୍ଡରୁ ପାଣି ନେଇ ହେବ ନାହିଁ।”
15 ମୋର ପ୍ରଭୁ ସଦାପ୍ରଭୁ ଇସ୍ରାଏଲର ଧର୍ମସ୍ୱରୂପ କୁହନ୍ତି, “ତୁମ୍ଭେମାନେ ଯଦି ମୋ’ ନିକଟକୁ ଫେରି ଆସିବ ତେବେ ତୁମ୍ଭେମାନେ ପରିତ୍ରାଣ ପାଇବ। ସୁସ୍ଥିର, ଶାନ୍ତ ହେଲେ ଓ ବିଶ୍ୱାସ ରଖିଲେ ବନ୍ଦ ହେବ।”
ମାତ୍ର ତୁମ୍ଭେମାନେ ଅସମ୍ମତ ହେଲ। 16 ତୁମ୍ଭେମାନେ କୁହ, “ନା, ଆମ୍ଭେମାନେ ଅଶ୍ୱରେ ପଳାଇବୁ।” ମାତ୍ର ଶତ୍ରୁମାନେ ତୁମ୍ଭ ପଶ୍ଚାତ୍ଧାବନ କରିବେ। ତୁମ୍ଭେମାନେ ଦ୍ରୁତଗାମୀ ବାହନରେ ଗଲେ ମଧ୍ୟ ଅନୁଧାବନକାରୀ ଆହୁରି ଦ୍ରୁତଗାମୀ ହେବେ। 17 ଜଣେ ବ୍ୟକ୍ତିର ଧମକରେ ତୁମ୍ଭର ସହସ୍ର ଲୋକ ପଳାୟନ କରିବେ। ପାଞ୍ଚ ଜଣଙ୍କ ଧମକରେ ତୁମ୍ଭେମାନେ ସମସ୍ତେ ପଳାୟନ କରିବ। କେବଳ ତୁମ୍ଭେମାନେ ପର୍ବତର ଶୃଙ୍ଗରେ ଏକ ଚିହ୍ନ ସ୍ୱରୂପ ଓ ଉପପର୍ବତରେ ପତାକାର ଦଣ୍ଡସ୍ୱରୂପ ହୋଇ ଅବଶିଷ୍ଟ ରହିବ।
ପରମେଶ୍ୱର ତାଙ୍କର ସନ୍ତାନଙ୍କୁ ସାହାଯ୍ୟ କରିବେ
18 ସେଥି ସକାଶେ ସଦାପ୍ରଭୁ ତୁମ୍ଭମାନଙ୍କୁ ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ। ସେ ମଧ୍ୟ ତୁମ୍ଭମାନଙ୍କୁ ଦୟା କରିବାକୁ ଉନ୍ନତ ହେବେ। କାରଣ ସଦାପ୍ରଭୁ ନ୍ୟାୟ ବିଗ୍ଭରକାରୀ ପରମେଶ୍ୱର ଅଟନ୍ତି। ଯେଉଁମାନେ ତାଙ୍କୁ ଅପେକ୍ଷା କରନ୍ତି ସେ ସମସ୍ତେ ଧନ୍ୟ।
19 ସଦାପ୍ରଭୁଙ୍କର ସନ୍ତାନଗଣ ଯିରୁଶାଲମର ସିୟୋନ ପର୍ବତରେ ବାସ କରିବେ। ତୁମ୍ଭେମାନେ ଆଉ କ୍ରନ୍ଦନ କରିବ ନାହିଁ। ସଦାପ୍ରଭୁ ତୁମ୍ଭମାନଙ୍କର ରୋଦନ ଶୁଣିବେ ଓ ତୁମ୍ଭମାନଙ୍କୁ ଅନୁଗ୍ରହ କରିବେ। ସେ ଶୁଣିବା ମାତ୍ରେ ତୁମ୍ଭମାନଙ୍କୁ ସାହାଯ୍ୟ କରିବେ।
ପରମେଶ୍ୱର ତାଙ୍କର ସନ୍ତାନଙ୍କୁ ସାହାଯ୍ୟ କରିବେ
20 ମୋର ପ୍ରଭୁ ପରମେଶ୍ୱର ଯଦିଓ ତୁମ୍ଭମାନଙ୍କୁ ଦୁଃଖରୂପକ ଖାଦ୍ୟ ଓ କ୍ଳେଶରୂପକ ଜଳ ଦେଇଥିଲେ ତଥାପି ସେ ତୁମ୍ଭମାନଙ୍କର ଶିକ୍ଷକ। ସେ ଆଉ ତୁମ୍ଭମାନଙ୍କ ନିକଟରେ ଲୁଚି ରହିବେ ନାହିଁ। ତୁମ୍ଭେମାନେ ତୁମ୍ଭର ଖାଲି ଚକ୍ଷୁରେ ତାଙ୍କର ଦର୍ଶନ ପାଇବ। 21 ପୁଣି ତୁମ୍ଭେମାନେ ଯଦି ଭୁଲ୍ କର କିମ୍ବା ଭୁଲ୍ ବାଟରେ ଯାଅ, ଦକ୍ଷିଣକୁ କିମ୍ବା ବାମରେ ଗଲାବେଳେ ପଛରୁ ଏକ ସ୍ୱର ଶୁଣିବ, “ଏ ହେଉଛି ପଥ, ଏହି ପଥରେ ଗମନ କର।”
22 ତୁମ୍ଭମାନଙ୍କର ରୌପ୍ୟ ଓ ସୁବର୍ଣ୍ଣ ଆଚ୍ଛାଦିତ ପ୍ରତିମାଗୁଡ଼ିକ ତୁମ୍ଭମାନଙ୍କୁ ପାପାଶକ୍ତି ବା ଅଶୁଚି କରିଦେଇଛନ୍ତି। ମାତ୍ର ତୁମ୍ଭେମାନେ ସେହି ମିଥ୍ୟା ପ୍ରଭୁଙ୍କୁ ଆଉ ସେବା କରିବ ନାହିଁ। ଆଉ ତୁମ୍ଭେମାନେ ସେଗୁଡ଼ିକୁ ଅଶୁଚି ବସ୍ତୁ ତୁଲ୍ୟ ଫିଙ୍ଗି ଦେବ ଏବଂ କହିବ “ଏଠାରୁ ବାହାରି ଯାଅ।”
23 ସେହି ସମୟରେ ସଦାପ୍ରଭୁ ତୁମ୍ଭ ଭୂମିରେ ବୀଜ ବୁଣିବା ପାଇଁ ବୃଷ୍ଟି ଦେବେ। ତୁମ୍ଭେମାନେ ଶସ୍ୟ ବୁଣିବ ଓ ଭୂମିରେ ପ୍ରଚୁର ଖାଦ୍ୟ ଉତ୍ପନ୍ନ ହେବ। ତୁମ୍ଭମାନଙ୍କର ପଶୁପଲ ପାଇଁ ବିସ୍ତୃତ ଗ୍ଭରଣଭୂମି ହେବ। 24 ତୁମ୍ଭମାନଙ୍କର ଗ୍ଭଷ କରୁଥିବା ବଳଦ ଓ ଗର୍ଦ୍ଦଭମାନେ ଗ୍ଭଲୁଣି ଓ କୁଲାରେ ପରିଷ୍କୃତ ସୁମିଶ୍ରିତ ଖାଦ୍ୟ ଖାଇବେ। 25 ଯେଉଁଦିନ ଗଣହତ୍ୟା ହେବ ଓ ଦୁର୍ଗସବୁ ପତିତ ହେବ। ସେହି ଦିନ ଉଚ୍ଚ ପର୍ବତ ଓ ପାହାଡ଼ମାନଙ୍କରେ ଝରଣା ଓ ଜଳସ୍ରୋତ ପ୍ରବାହିତ ହେବ।
26 ଯେଉଁ ଦିନ ସଦାପ୍ରଭୁ ଆପଣା ଲୋକମାନଙ୍କର କ୍ଷତ ସ୍ଥାନରେ ପଟି ବାନ୍ଧିବେ ଓ ପ୍ରହାର ଜନିତ ଆଘାତରୁ ସୁସ୍ଥ କରିବେ। ସେହି ଦିନ ଚନ୍ଦ୍ରର ଦୀପ୍ତି ସୂର୍ଯ୍ୟର ଦୀପ୍ତିପରି ଉଜ୍ଜ୍ୱଳ ହେବ। ପୁଣି ସୂର୍ଯ୍ୟର ଦୀପ୍ତି ସାତ ଦିନର ଦୀପ୍ତିତୁଲ୍ୟ ସାତଗୁଣ ଉଜ୍ଜ୍ୱଳ ଦେଖାଯିବ।
27 ଦେଖ! ସଦାପ୍ରଭୁଙ୍କର ନାମ କ୍ରୋଧରେ ପ୍ରଜ୍ୱଳିତ ଓ ନିବିଡ଼ ଧୂମରାଶି ହୋଇ ଦୂରରୁ ଆସୁଅଛି। ତାଙ୍କର ଓଷ୍ଠାଧର କ୍ରୋଧରେ ପରିପୂର୍ଣ୍ଣ ଓ ତାଙ୍କର ଜିହ୍ୱା ସର୍ବଗ୍ରାସକ ଅଗ୍ନି ତୁଲ୍ୟ। 28 ସଦାପ୍ରଭୁଙ୍କର ଆତ୍ମା ନଦୀର ପ୍ଳାବିତ ସ୍ରୋତ ତୁଲ୍ୟ ସର୍ବଦେଶୀୟ ଲୋକମାନଙ୍କୁ ‘ଅସାରତା ରୂପକ ଗ୍ଭଲୁଣୀରେ’ ଚଲାଇବା ନିମନ୍ତେ ତାହା କଣ୍ଠ ପର୍ଯ୍ୟନ୍ତ ଉଠୁଅଛି। ଆଉ ସେହି ଗୋଷ୍ଠୀ ସମୂହର ମୁଖରେ ଭ୍ରାନ୍ତିଜନକ ଲଗାମ ଦିଆଯିବ।
29 ସେହି ସମୟରେ ପବିତ୍ର ଉତ୍ସବ ପାଳନ ରାତ୍ରିପରି ତୁମ୍ଭେମାନେ ଆନନ୍ଦରେ ଗାନ କରିବ। ପୁଣି ସଦାପ୍ରଭୁଙ୍କ ପର୍ବତକୁ ଇସ୍ରାଏଲର ଶୈଳ ନିକଟକୁ ଯିବା ପାଇଁ ବଂଶୀ ବଜାଇ ଗମନ କରନ୍ତି, ସେହିପରି ତୁମ୍ଭମାନଙ୍କର ଚିତ୍ତ ଆନନ୍ଦିତ ହେବ।
30 ପୁଣି ସଦାପ୍ରଭୁ ତାଙ୍କ କ୍ରୋଧର ପ୍ରଚଣ୍ଡତା ଉଚ୍ଚସ୍ୱରରେ ଶୁଣାଇବେ ଓ ତାଙ୍କର ଶକ୍ତିଶାଳୀ ହସ୍ତ କ୍ରୋଧରେ ଅବରୋହଣ କରିବ। ତାହା ଅଗ୍ନିତୁଲ୍ୟ ସମସ୍ତ ଜିନିଷ ଭସ୍ମ କରି ଦେବ। ପୁଣି ସଦାପ୍ରଭୁଙ୍କର କ୍ରୋଧ ଝଡ଼, ତୋଫାନ ଓ ଶିଳାବୃଷ୍ଟି ତୁଲ୍ୟ ହେବ। 31 ସଦାପ୍ରଭୁଙ୍କ ରବ ଶୁଣି ଅଶୂର ଭୟଭୀତ ହେବ। ସେ ତାକୁ ଏକ ଦଣ୍ଡରେ ଆଘାତ କରିବେ। 32 ସଦାପ୍ରଭୁ ଅଶୂରକୁ ତବଲା ଓ ବୀଣାରେ ଆଘାତ କଲାପରି ପିଟିବେ। ତାଙ୍କର ମହାଶକ୍ତିରେ ସେ ଅଶୂରର ପତନ ଘଟାଇବେ।
33 ତୋଫତ୍ ବହୁକାଳରୁ ନିର୍ମିତ ହୋଇଅଛି। ତାହା ରାଜା ନିର୍ମିତ ପ୍ରସ୍ତୁତ ହୋଇଛି। ସେ ତାହାକୁ ଅତି ଗଭୀର ଓ ପ୍ରଶସ୍ତ କରିଛନ୍ତି। ସେଥିରେ ସ୍ତୁପ ଅଗ୍ନି ଓ ପ୍ରଚୁର କାଠ ଅଛି। ପୁଣି ସଦାପ୍ରଭୁଙ୍କର ଆତ୍ମା ଗନ୍ଧକ ସ୍ରୋତପରି ପ୍ରଜ୍ୱଳିତ ହୋଇ ପୋଡ଼ି ପକାଏ।
1 ମୁଁ ଯିହୂଦା, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ସେବକ ଓ ଯାକୁବଙ୍କର ଭାଇ ଅଟେ।
ଯେଉଁମାନେ ପରମେଶ୍ୱରଙ୍କ ଦ୍ୱାରା ଆହ୍ୱାନ ପାଇଛନ୍ତି ସେମାନଙ୍କ ନିକଟକୁ ଲେଖୁଛି। ପରମ ପିତା ପରମେଶ୍ୱର ତୁମ୍ଭମାନଙ୍କୁ ପ୍ରେମ କରନ୍ତି ଓ ଯୀଶୁ ଖ୍ରୀଷ୍ଟଙ୍କଠାରେ ତୁମ୍ଭେମାନେ ସୁରକ୍ଷିତ ଭାବେ ରଖାଯାଇଛ।
2 ପରମେଶ୍ୱରଙ୍କର ଦୟା, ପ୍ରେମ ଓ ଶାନ୍ତି ପ୍ରଚୁର ଭାବରେ ତୁମ୍ଭେମାନେ ଭୋଗ କର।
ଭୁଲ୍ କରୁଥିବା ଲୋକମାନଙ୍କୁ ପରମେଶ୍ୱର ଦଣ୍ଡ ଦେବେ
3 ପ୍ରିୟ ବନ୍ଧୁମାନେ, ମୁଁ ତୁମ୍ଭମାନଙ୍କ ପାଖକୁ ଆମ୍ଭେ ସମସ୍ତେ ଅଂଶୀଦାର ହୋଇଥିବା ପରିତ୍ରାଣ ସମ୍ବନ୍ଧରେ ଲେଖିବା ପାଇଁ ବହୁତ ଇଚ୍ଛା କରୁଥିଲି। କିନ୍ତୁ ତାହା ବଦଳରେ ମୁଁ ଅନ୍ୟ କଥା ଲେଖିବା ଆବଶ୍ୟକ ଇଚ୍ଛା କଲି; ମୁଁ ତୁମ୍ଭକୁ ବିଶ୍ୱାସ ସକାଶେ କଠିନ ପରିଶ୍ରମ କରିବା ପାଇଁ ଉତ୍ସାହିତ କରିବାକୁ ଗ୍ଭହେଁ। ପରମେଶ୍ୱର ତାହାଙ୍କର ପବିତ୍ର ଲୋକମାନଙ୍କୁ ସେହି ବିଶ୍ୱାସ ଦେଇଥିଲେ। ପରମେଶ୍ୱର ଏକାଥରକେ ଏହି ବିଶ୍ୱାସ ଦେଇଛନ୍ତି ଓ ଏହା ସବୁଦିନ ପାଇଁ ଉତ୍ତମ। 4 କେତେକ ଲୋକମାନେ ଗୁପ୍ତ ଭାବରେ ତୁମ୍ଭ ଦଳରେ ପ୍ରବେଶ କରିଛନ୍ତି। ସେମାନେ ସେମାନଙ୍କର କାର୍ଯ୍ୟ ପାଇଁ ଦୋଷୀ ବିବେଚିତ ହୋଇ ସାରିଲେଣି। ଭବିଷ୍ୟଦ୍ବକ୍ତାମାନେ ବହୁତ ଆଗରୁ ଏହି ଲୋକମାନଙ୍କ ବିଷୟରେ ଲେଖିଥିଲେ। ଏହି ଲୋକମାନେ ପରମେଶ୍ୱରଙ୍କର ବିରୋଧୀ। ସେମାନେ ପାପପୂର୍ଣ୍ଣ କାର୍ଯ୍ୟ କରିବା ପାଇଁ ଆମ୍ଭ ପରମେଶ୍ୱରଙ୍କର ଅନୁଗ୍ରହକୁ ଅପବ୍ୟବହାର କରୁଛନ୍ତି। ଏହି ଲୋକମାନେ ଆମ୍ଭର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଗ୍ରହଣ କରୁ ନାହାନ୍ତି।
5 ତୁମ୍ଭେ ଆଗରୁ ଜାଣିଥିବା କେତେକ କଥା ସ୍ମରଣ କରାଇବା ପାଇଁ ମୁଁ ତୁମ୍ଭମାନଙ୍କୁ ସାହାଯ୍ୟ କରିବାକୁ ଗ୍ଭହେଁ। ମନେରଖ, ପ୍ରଭୁ ତାହାଙ୍କର ଲୋକଙ୍କୁ ମିଶର ଦେଶରୁ ଉଦ୍ଧାର କଲେ। କିନ୍ତୁ ପରେ ପ୍ରଭୁ ସମସ୍ତ ଅବିଶ୍ୱାସୀ ଲୋକମାନଙ୍କୁ ଧ୍ୱଂସ କରିଦେଲେ। 6 ତୁମ୍ଭେ ସେହି ସ୍ୱର୍ଗଦୂତମାନଙ୍କ ବିଷୟ ମନେ ପକାଅ, ଯେଉଁମାନଙ୍କର କ୍ଷମତା ଥିଲା କିନ୍ତୁ ସେମାନେ ତାହାକୁ ରଖିପାରିଲେ ନାହିଁ। ସେମାନେ ନିଜ ନିଜ ଘର ଛାଡ଼ି ଦେଲେ। ତେଣୁ ପ୍ରଭୁ ସେମାନଙ୍କୁ ଅନ୍ଧକାରରେ ରଖିଛନ୍ତି। ସେମାନେ ଅନନ୍ତକାଳୀନ ବନ୍ଧନରେ ବନ୍ଧା ହୋଇଛନ୍ତି। ସେ ସେମାନଙ୍କୁ ମହାବିଗ୍ଭର ଦିନ ପର୍ଯ୍ୟନ୍ତ ରଖିଛନ୍ତି। 7 ସଦୋମ, ଗମୋରା ଓ ତା’ ପାଖାପାଖି ଅନ୍ୟ ନଗରଗୁଡ଼ିକୁ ମନେ ପକାଅ। ସେମାନେ ଠିକ୍ ସେହି ସ୍ୱର୍ଗଦୂତମାନଙ୍କ ପରି। ସେହି ନଗରଗୁଡ଼ିକ ବ୍ୟଭିଗ୍ଭର ପାପ ଓ ଅସ୍ୱାଭାବିକ କାମୁକତାରେ ପରିପୂର୍ଣ୍ଣ ଥିଲା। ସେମାନେ ଅନନ୍ତ ଅଗ୍ନି ଦଣ୍ଡରେ ଦଣ୍ଡିତ ହେଲେ। ସେମାନଙ୍କର ଦଣ୍ଡ ଆମ୍ଭମାନଙ୍କ ଆଗରେ ଗୋଟିଏ ଉଦାହରଣ ସ୍ୱରୂପ ରହିଛି।
8 ତୁମ୍ଭମାନଙ୍କ ଦଳରେ ପ୍ରବେଶ କରିଥିବା ଲୋକମାନେ ଠିକ୍ ଏହିପରି। ସେମାନେ ସ୍ୱପ୍ନ ଦ୍ୱାରା ପରିଗ୍ଭଳିତ ହୁଅନ୍ତି। ସେମାନେ ନିଜ ଶରୀରକୁ ପାପ କାର୍ଯ୍ୟରେ ଦୂଷିତ କରନ୍ତି। ସେମାନେ ପରମେଶ୍ୱରଙ୍କର କର୍ତ୍ତୃତ୍ୱକୁ ଅସ୍ୱୀକାର କରନ୍ତି ଓ ଗୌରବମୟ ସ୍ୱର୍ଗଦୂତମାନଙ୍କ ବିରୁଦ୍ଧରେ ବହୁତ ମନ୍ଦ କଥା କହନ୍ତି। 9 ପ୍ରଧାନ ସ୍ୱର୍ଗଦୂତ ମୀଖାୟେଲ ମଧ୍ୟ ଏହା କରି ନ ଥିଲେ। ସେ ମୋଶାଙ୍କ ଶରୀର ନେବା ବିଷୟରେ ଶୟତାନ ସହିତ ଯୁକ୍ତି କରିଥିଲେ। କିନ୍ତୁ ମୀଖାୟେଲ ସମାଲୋଚନାମୂଳକ କଥା କହି ତାହାକୁ ଦୋଷୀ କରିବାକୁ ସାହସ କଲେ ନାହିଁ। କିନ୍ତୁ ସେ କହିଲେ, “ପ୍ରଭୁ ତୁମ୍ଭକୁ ଦଣ୍ଡ ଦିଅନ୍ତୁ।”
10 କିନ୍ତୁ ଏହି ଲୋକମାନେ ଗୋଟିଏ କଥା ନ ବୁଝି, ସେ ବିଷୟରେ ସମାଲୋଚନା କରନ୍ତି। ସେମାନେ ଅଳ୍ପ କିଛି ବୁଝନ୍ତି। କିନ୍ତୁ ସେମାନେ ଚିନ୍ତା ନ କରି ବୁଝନ୍ତି। କେବଳ ମୂକ ପଶୁମାନଙ୍କ ପରି ସ୍ପର୍ଶ କରି ବୁଝନ୍ତି। ଏହି ବିଷୟ ଗୁଡ଼ିକ ହେତୁ ସେମାନେ ବିନଷ୍ଟ ହୁଅନ୍ତି। 11 ଏହା ସେମାନଙ୍କ ପାଇଁ ଖରାପ ଅଟେ। ଏହି ଲୋକମାନେ କୟିନର ପଥ ଅନୁସରଣ କରିଛନ୍ତି। ସେମାନେ ଅର୍ଥ ଲୋଭ ସକାଶେ ବିଲିୟାମ ପରି ଅନ୍ୟାୟ ପଥ ଅନୁସରଣ କରିଛନ୍ତି। ଏହି ଲୋକମାନେ କୋରହ ପରି ପରମେଶ୍ୱରଙ୍କ ବିରୁଦ୍ଧରେ ଆଚରଣ କରିଛନ୍ତି। କୋରହ ପରି ସେମାନେ ମଧ୍ୟ ଧ୍ୱଂସ ହେବେ।
12 ଏମାନେ ତୁମ୍ଭମାନଙ୍କର ପ୍ରେମଭୋଜିର କଳଙ୍କ ପରି। ସେମାନେ ନିର୍ଭୟରେ ତୁମ୍ଭ ସହିତ ଭୋଜନ କରନ୍ତି। ସେମାନେ କେବଳ ନିଜର ଯତ୍ନ ନିଅନ୍ତି। ସେମାନେ ବର୍ଷା ବିହୀନ ମେଘ ଖଣ୍ଡମାନ। ପବନ ଦ୍ୱାରା ସେମାନେ ଗ୍ଭରିଆଡ଼େ ଉଡ଼ନ୍ତି। ସେମାନେ ହେମନ୍ତ କାଳରେ ଫଳ ନ ଥିବା ଗଛ ପରି ଓ ଭୂମିରୁ ହଠାତ୍ ଉପୁଡ଼ି ଯାଆନ୍ତି। ସେମାନଙ୍କର ଦୁଇ ଥର ମୃତ୍ୟୁ ହୁଏ। 13 ସେମାନେ ସମୁଦ୍ରର ପ୍ରଚଣ୍ଡ ତରଙ୍ଗ ସଦୃଶ। ଏହି ତରଙ୍ଗ ଫେଣ ସୃଷ୍ଟି କରେ। ତରଙ୍ଗ ଫେଣ ସୃଷ୍ଟି କଲା ଭଳି ଏହି ଲୋକମାନେ ଲଜ୍ଜାଜନକ କାର୍ଯ୍ୟ କରନ୍ତି। ଏହି ଲୋକମାନେ ଆକାଶରେ ଏଣେତେଣେ ଘୁରି ବୁଲୁଥିବା ନକ୍ଷତ୍ର ତୁଲ୍ୟ। ଏହି ଲୋକମାନଙ୍କ ନିମନ୍ତେ ଚିରକାଳ ପାଇଁ ଘୋର ଅନ୍ଧକାରମୟ ସ୍ଥାନ ରଖାଯାଇଅଛି।
14 ଆଦମଙ୍କଠାରୁ ପୁରୁଷାନୁକ୍ରମେ ସପ୍ତମ ପୁରୁଷରେ ଜାତ ହନୋକ ଏହି ଲୋକମାନଙ୍କ ବିଷୟରେ ଏହି କଥା କହିଥିଲେ: “ଦେଖ ପ୍ରଭୁ ତାହାଙ୍କର ହଜାର ହଜାର ପବିତ୍ର ସ୍ୱର୍ଗଦୂତମାନଙ୍କ ସହିତ ଆସୁଛନ୍ତି। 15 ପ୍ରଭୁ ପ୍ରତ୍ୟେକ ଲୋକଙ୍କର ବିଗ୍ଭର କରିବେ। ସେ ପରମେଶ୍ୱରଙ୍କ ବିରୋଧୀ ପ୍ରତ୍ୟେକ ଲୋକଙ୍କୁ ବିଗ୍ଭର କରିବାକୁ ଓ ଦଣ୍ଡ ଦେବାକୁ ଆସୁଛନ୍ତି। ସେ ପରମେଶ୍ୱରଙ୍କର ବିରୁଦ୍ଧରେ ଦୁଷ୍କର୍ମ କରିଥିବା ପ୍ରତ୍ୟେକ ଲୋକଙ୍କୁ ଦଣ୍ଡ ଦେବେ। ଯେଉଁମାନେ ପରମେଶ୍ୱରଙ୍କ ବିରୋଧୀ, ସେହି ପାପୀମାନଙ୍କୁ ପରମେଶ୍ୱର ଦଣ୍ଡ ଦେବେ। ପରମେଶ୍ୱରଙ୍କ ବିରୁଦ୍ଧରେ ମନ୍ଦକଥା କହିବା ହେତୁ ସେ ସେମାନଙ୍କୁ ଦଣ୍ଡ ଦେବେ।”
16 ଏହି ଲୋକମାନେ ସର୍ବଦା ଅନ୍ୟ ଲୋକମାନଙ୍କ ବିରୁଦ୍ଧରେ ଅଭିଯୋଗ କରନ୍ତି ଓ ସେମାନଙ୍କର ଦୋଷ ବାହାର କରନ୍ତି। ସେମାନେ ସବୁବେଳେ ନିଜ ଇଚ୍ଛା ଅନୁସାରେ ମନ୍ଦ କର୍ମମାନ କରି ଥା’ନ୍ତି। ସେମାନେ ନିଜ ବିଷୟରେ ଅହଙ୍କାର କରି କଥା କୁହନ୍ତି। ସେମାନେ ନିଜ ସ୍ୱାର୍ଥ ହାସଲ କରିବା ପାଇଁ କେବଳ ଅନ୍ୟ ଲୋକମାନଙ୍କ ସପକ୍ଷରେ ଭଲକଥା କୁହନ୍ତି।
ଗୋଟିଏ ସତର୍କବାଣୀ ଏବଂ ବ୍ୟବହାରିକ ବିଷୟ
17 ପ୍ରିୟ ବନ୍ଧୁମାନେ, ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପ୍ରେରିତମାନେ ତୁମ୍ଭମାନଙ୍କୁ ପୂର୍ବରୁ ଯେଉଁସବୁ କଥା କହିଛନ୍ତି, ତାହା ସ୍ମରଣ କର। 18 ପ୍ରେରିତମାନେ ତୁମ୍ଭକୁ କହିଥିଲେ, “ଶେଷ କାଳରେ ପରମେଶ୍ୱରଙ୍କୁ ଉପହାସ କରୁଥିବା ଲୋକମାନେ ଉଠିବେ।” ଏହି ଲୋକମାନେ କେବଳ ନିଜ ଇଚ୍ଛା ଅନୁସାରେ ପରମେଶ୍ୱରଙ୍କ ବିରୁଦ୍ଧରେ କାର୍ଯ୍ୟ କରନ୍ତି। 19 ଏହି ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ସୃଷ୍ଟି କରନ୍ତି। ସେମାନେ ନିଜର ପାପ ଇଚ୍ଛା ଅନୁସାରେ ସମସ୍ତ କାର୍ଯ୍ୟ କରନ୍ତି। ସେମାନଙ୍କ ମଧ୍ୟରେ ପବିତ୍ରଆତ୍ମା ନାହାନ୍ତି।
20 କିନ୍ତୁ ମୋର ପ୍ରିୟ ବନ୍ଧୁଗଣ, ତୁମ୍ଭେମାନେ ନିଜର ପବିତ୍ର ବିଶ୍ୱାସ ଉପରେ ନିଜ ନିଜ ଜୀବନକୁ ଦୃଢ଼ ଭାବରେ ଗଢ଼। ପବିତ୍ରଆତ୍ମାଙ୍କ ସାହାଯ୍ୟରେ ପ୍ରାର୍ଥନା କର। 21 ପରମେଶ୍ୱରଙ୍କର ପ୍ରେମରେ ନିଜ ନିଜକୁ ସ୍ଥିର କରି ରଖ। ତୁମ୍ଭେମାନେ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦୟାର ଅପେକ୍ଷା କର। ସେ ତୁମ୍ଭକୁ ଅନନ୍ତ ଜୀବନ ପ୍ରଦାନ କରିବେ।
22 ସନ୍ଦେହରେ ପଡ଼ିଥିବା ଲୋକମାନଙ୍କୁ ସାହାଯ୍ୟ କର। 23 ଅନ୍ୟ ଲୋକମାନଙ୍କୁ ରକ୍ଷାକର। ସେହି ଲୋକମାନଙ୍କୁ ଅଗ୍ନିରୁ ଟାଣି ଆଣ। କିନ୍ତୁ ତୁମ୍ଭେ ଅନ୍ୟ ପାପୀମାନଙ୍କୁ ଦୟା ଦେଖାଇବା ବେଳେ ସାବଧାନରେ ରୁହ। ପାପରେ କଳଙ୍କିତ ହୋଇଥିବା ସେମାନଙ୍କର ଲୁଗାପଟାକୁ ମଧ୍ୟ ଘୃଣା କର।
ପରମେଶ୍ୱରଙ୍କ ପ୍ରଶଂସା କର
24 ପରମେଶ୍ୱର ଶକ୍ତିଶାଳୀ ଓ ସେ ତୁମ୍ଭକୁ ପତନରୁ ରକ୍ଷା କରିବେ। ସେ ତୁମ୍ଭକୁ ମନ୍ଦରୁ ରକ୍ଷା କରି ନିଜର ଗୌରବ ସମ୍ମୁଖକୁ ଆଣି ପାରିବେ ଓ ତୁମ୍ଭକୁ ମହାନନ୍ଦ ଦେଇ ପାରିବେ। 25 ସେ ଏକମାତ୍ର ପରମେଶ୍ୱର। ସେ କେବଳ ଆମ୍ଭକୁ ଉଦ୍ଧାର କରନ୍ତି। ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅତୀତ, ବର୍ତ୍ତମାନ ଓ ଚିରଦିନ ପାଇଁ ତ୍ରାଣକର୍ତ୍ତା ପରମେଶ୍ୱରଙ୍କର ଗୌରବ, ମହିମା, କ୍ଷମତା ଓ ଅଧିକାର ହେଉ। ଆମେନ୍।
2010 by World Bible Translation Center