Print Page Options
Previous Prev Day Next DayNext

M’Cheyne Bible Reading Plan

The classic M'Cheyne plan--read the Old Testament, New Testament, and Psalms or Gospels every day.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ବଂଶାବଳୀର ପ୍ରଥମ ପୁସ୍ତକ 19-20

ଅମ୍ମୋନୀୟମାନେ ଦାଉଦଙ୍କ ଲୋକମାନଙ୍କୁ ଅପମାନିତ କଲେ

19 ନାହଶ୍ ଅମ୍ମୋନୀୟ ଲୋକଙ୍କର ରାଜା ଥିଲେ। ନାହଶ୍ ମୃତ୍ୟୁ ଭୋଗ କଲେ ଓ ତାଙ୍କର ପୁତ୍ର ନୂତନ ରାଜା ହେଲେ। ଏ ଉତ୍ତାରେ ଦାଉଦ କହିଲେ, “ନାହଶ୍ ମୋ’ ପ୍ରତି ଦୟାଳୁ ହୋଇଥିଲେ, ତେଣୁ ମୁଁ ନାହଶଙ୍କ ପୁତ୍ର ହାନୂନ୍ ପ୍ରତି ଦୟାଳୁ ହେବି।” ତେଣୁ ହାନୂନଙ୍କୁ ତାହାଙ୍କ ପିତାଙ୍କ ମୃତ୍ୟୁ ବିଷୟକ ସାନ୍ତ୍ୱନା ଦେବା ନିମନ୍ତେ ଦାଉଦ ବାର୍ତ୍ତାବାହକମାନଙ୍କୁ ପଠାଇଲେ। ଦାଉଦଙ୍କ ବାର୍ତ୍ତାବାହକମାନେ ହାନୂନଙ୍କୁ ସାନ୍ତ୍ୱନା ଦେବା ନିମନ୍ତେ ଅମ୍ମୋନ ଦେଶକୁ ଗଲେ।

କିନ୍ତୁ ଅମ୍ମୋନୀୟ ନେତାମାନେ ହାନୂନଙ୍କୁ କହିଲେ, “ଆପଣ ବିଶ୍ୱାସ କରୁଛନ୍ତି କି, ପ୍ରକୃତରେ ଦାଉଦ ଆପଣଙ୍କ ପିତାଙ୍କୁ ସମ୍ମାନ ଦେବା ପାଇଁ କିମ୍ୱା ସାନ୍ତ୍ୱନା ଦେବା ପାଇଁ ଲୋକମାନଙ୍କୁ ଆପଣଙ୍କ ପାଖକୁ ପଠାଇଛନ୍ତି? ନା, ତାଙ୍କର ଦାସମାନେ ଆପଣଙ୍କ ବିଷୟରେ ଓ ଆପଣଙ୍କ ଦେଶ ବିଷୟରେ ତଥ୍ୟ ଅନୁସନ୍ଧାନ କରିବା ନିମନ୍ତେ ଆସିଛନ୍ତି।” ତେଣୁ ହାନୂନ୍ ଦାଉଦଙ୍କ ଦାସମାନଙ୍କୁ ବନ୍ଦୀ କଲେ ଓ ସେମାନଙ୍କ ଦାଢ଼ି କାଟି ପକାଇଲେ। ଆହୁରି ମଧ୍ୟ, ହାନୂନ୍ ସେମାନଙ୍କ ନିତମ୍ବ ନିକଟରୁ ବସ୍ତ୍ର କାଟି ପକାଇଲେ। ଏହା ପରେ ସେ ସେମାନଙ୍କୁ ପଠାଇ ଦେଲେ।

ଦାଉଦଙ୍କର ଦାସମାନେ ଗୃହକୁ ଫେରିଯିବା ନିମନ୍ତେ ଅତ୍ୟନ୍ତ ଲଜ୍ଜାବୋଧ କଲେ। କେତେକ ଲୋକ ଦାଉଦଙ୍କ ନିକଟକୁ ଗଲେ ଓ ତାଙ୍କ ଲୋକମାନଙ୍କ ପ୍ରତି କ’ଣ ଘଟିଛି, ତାହା ତାଙ୍କୁ ଜଣାଇଲେ। ତେଣୁ ଦାଉଦ ତାଙ୍କର ଲୋକମାନଙ୍କ ନିକଟକୁ ଏହି ବାର୍ତ୍ତା ପଠାଇ କହିଲେ, “ତୁମ୍ଭର ଦାଢ଼ି ଆଉ ଥରେ ବଢ଼ିବା ପର୍ଯ୍ୟନ୍ତ ଯିରୀହୋ ସହରରେ ରୁହ। ଏହା ପରେ ତୁମ୍ଭେ ଗୃହକୁ ଫେରି ଆସିବ।”

ଅମ୍ମୋନୀୟ ଲୋକମାନେ ଦେଖିଲେ ଯେ, ସେମାନେ ନିଜକୁ ଦାଉଦଙ୍କର ଅତ୍ୟନ୍ତ ଘୃଣ୍ୟ ଶତ୍ରୁ କରିଅଛନ୍ତି। ଏହା ପରେ ହାନୂନ୍ ଓ ଅମ୍ମୋନୀୟ ଏକ ସହସ୍ର ତାଳନ୍ତ ରୂପା ଦେଇ ମେସୋପଟେମିୟାର ଅରାମସ୍ଥ ମାଖାରୁ ଓ ସୋବାରୁ ରଥ ଓ ରଥଗ୍ଭଳକମାନଙ୍କୁ କିଣିଲେ। ଅମ୍ମୋନୀୟ ଲୋକେ 32,000 ରଥ କିଣିଲେ ମଧ୍ୟ ସେମାନଙ୍କୁ ସାହାଯ୍ୟ କରିବା ନିମନ୍ତେ ସେମାନେ ମାଖାର ରାଜା ଓ ତାଙ୍କର ଲୋକମାନଙ୍କୁ ଅର୍ଥ ଦେଲେ। ମାଖାର ରାଜା ଓ ତାଙ୍କର ଲୋକମାନେ ମେଦବା ସହର ନିକଟରେ ଛାଉଣି ସ୍ଥାପନ କଲେ। ଅମ୍ମୋନୀୟ ଲୋକମାନେ ନିଜେ ମଧ୍ୟ ସହରରୁ ବାହାରି ଆସିଲେ ଓ ଯୁଦ୍ଧ ନିମନ୍ତେ ପ୍ରସ୍ତୁତ ହୋଇ ରହିଲେ।

ଅମ୍ମୋନୀୟ ଲୋକମାନେ ଯୁଦ୍ଧ ନିମନ୍ତେ ପ୍ରସ୍ତୁତ ହେଉଛନ୍ତି ବୋଲି ଦାଉଦ ଶୁଣିବାକୁ ପାଇଲେ। ତେଣୁ ଅମ୍ମୋନୀୟ ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ନିମନ୍ତେ ସେ ଯୋୟାବ ଓ ଇସ୍ରାଏଲର ସମସ୍ତ ସୈନ୍ୟବାହିନୀକୁ ପଠାଇଲେ। ଅମ୍ମୋନୀୟ ଲୋକମାନେ ବାହାରି ଆସିଲେ ଓ ଯୁଦ୍ଧ ନିମନ୍ତେ ପ୍ରସ୍ତୁତ ହୋଇଗଲେ। ସେମାନେ ନଗର-ଦ୍ୱାର ନିକଟରେ ଥିଲେ। ଯେଉଁ ରାଜାମାନେ ସାହାଯ୍ୟ କରିବାକୁ ଆସିଥିଲେ, ସେମାନେ ବାହାରେ ଥିବା କ୍ଷେତ୍ରଗୁଡ଼ିକ ମଧ୍ୟରେ ରହିଲେ।

10 ଯୋୟାବ ଦେଖିଲେ ଯେ, ତାଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ନିମନ୍ତେ ଦୁଇ ଗୋଟି ସୈନ୍ୟଦଳ ପ୍ରସ୍ତୁତ ହୋଇଅଛନ୍ତି। ଗୋଟିଏ ଦଳ ତାଙ୍କର ସମ୍ମୁଖରେ ଅଛନ୍ତି ଓ ଅନ୍ୟଟି ପଶ୍ଚାତରେ ଅଛନ୍ତି। ତେଣୁ ଯୋୟାବ ଇସ୍ରାଏଲର କେତେଜଣ ସର୍ବୋତ୍କୃଷ୍ଟ ଯୋଦ୍ଧାଙ୍କୁ ବାଛିଲେ। ସେ ସେମାନଙ୍କୁ ଅରାମର ସୈନ୍ୟଦଳ ବିରୁଦ୍ଧରେ ଯୁଦ୍ଧ କରିବାକୁ ପଠାଇଲେ। 11 ଯୋୟାବ ଅବୀଶୟଙ୍କ ଅଧୀନରେ ଇସ୍ରାଏଲର ଅବଶିଷ୍ଟ ସୈନ୍ୟଦଳକୁ ରଖିଲେ। ଅବୀଶୟ ଯୋୟାବଙ୍କ ଭ୍ରାତା ଥିଲେ। ସେହି ସୈନ୍ୟମାନେ ଅମ୍ମୋନୀୟ ସୈନ୍ୟଦଳ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଗଲେ। 12 ଯୋୟାବ ଅବୀଶୟଙ୍କୁ କହିଲେ, “ଯଦି ଅରାମର ସୈନ୍ୟଦଳ ମୋ’ ନିମନ୍ତେ ପ୍ରବଳ ହୁଅନ୍ତି, ତେବେ ତୁମ୍ଭେ ମୋତେ ନିତାନ୍ତ ସାହାଯ୍ୟ କରିବ। କିନ୍ତୁ ଯଦି ଅମ୍ମୋନୀୟ ସୈନ୍ୟଦଳ ତୁମ୍ଭ ନିମନ୍ତେ ପ୍ରବଳ ହୁଅନ୍ତି, ତେବେ ମୁଁ ତୁମ୍ଭକୁ ସାହାଯ୍ୟ କରିବି। 13 ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗର ଓ ଆମ୍ଭମାନଙ୍କର ଲୋକମାନଙ୍କ ନିମନ୍ତେ ଯୁଦ୍ଧ କରିବାକୁ ଆସିଅଛୁ, ଆମ୍ଭେମାନେ ସାହସୀ ଓ ବଳବାନ ହେଉ! ସଦାପ୍ରଭୁ ଯାହା ଉତ୍ତମ ମନେ କରନ୍ତି, ତାହା କରନ୍ତୁ।”

14 ଯୋୟାବଙ୍କ ସୈନ୍ୟବାହିନୀ ଅରାମର ସୈନ୍ୟଦଳକୁ ଆକ୍ରମଣ କଲେ। ଅରାମର ସୈନ୍ୟଦଳ ଯୋୟାବ ଓ ତାଙ୍କର ସୈନ୍ୟବାହିନୀଠାରୁ ପଳାୟନ କଲେ। 15 ଅମ୍ମୋନୀୟ ସୈନ୍ୟଦଳ ଦେଖିଲେ ଯେ, ଅରାମର ସୈନ୍ୟଦଳ ପଳାୟନ କରୁଅଛନ୍ତି, ତେଣୁ ସେମାନେ ମଧ୍ୟ ପଳାୟନ କଲେ। ସେମାନେ ଅବୀଶୟ ଓ ତାଙ୍କର ସୈନ୍ୟଦଳଠାରୁ ପଳାୟନ କଲେ। ଅମ୍ମୋନୀୟମାନେ ସେମାନଙ୍କ ନଗରକୁ ଫେରିଗଲେ ଓ ଯୋୟାବ ଯିରୁଶାଲମକୁ ଫେରି ଆସିଲେ।

16 ଅରାମୀୟ ନେତାମାନେ ଦେଖିଲେ ଯେ, ଇସ୍ରାଏଲ ସେମାନଙ୍କୁ ପରାଜିତ କରିଅଛି। ତେଣୁ ସେମାନେ ଫରାତ୍ ନଦୀର ପୂର୍ବଆଡ଼େ ବାସ କରୁଥିବା ଅରାମୀୟ ଲୋକମାନଙ୍କଠାରୁ ସାହାଯ୍ୟ ମାଗିବା ନିମନ୍ତେ ବାର୍ତ୍ତାବାହକମାନଙ୍କୁ ପ୍ରେରଣ କଲେ। ଶୋଫକ୍ ଅରାମରୁ ଆସିଥିବା ହଦରେଷରଙ୍କ ସୈନ୍ୟଦଳର ସେନାପତି ଥିଲେ। ଶୋଫକ୍ ଅନ୍ୟ ଅରାମୀୟ ସୈନ୍ୟଦଳକୁ ମଧ୍ୟ ପରିଗ୍ଭଳିତ କରୁଥିଲେ।

17 ଅରାମୀୟ ଲୋକମାନେ ଯୁଦ୍ଧ ନିମନ୍ତେ ଏକତ୍ର ହେଉଅଛନ୍ତି ବୋଲି ଦାଉଦ ଶୁଣିଲେ। ତେଣୁ ଦାଉଦ ଇସ୍ରାଏଲର ସମସ୍ତ ଲୋକଙ୍କୁ ଏକତ୍ର କଲେ। ଦାଉଦ ସେମାନଙ୍କୁ ଯର୍ଦ୍ଦନ ନଦୀ ପାର କରାଇ ନେଲେ। ସେମାନେ ଅରାମୀୟମାନଙ୍କ ସହିତ ସମ୍ମୁଖାସମ୍ମୁଖୀ ହେଲେ। ଦାଉଦ ଯୁଦ୍ଧ ନିମନ୍ତେ ନିଜ ସୈନ୍ୟଦଳକୁ ପ୍ରସ୍ତୁତ କଲେ ଓ ସେମାନେ ଅରାମୀୟମାନଙ୍କୁ ଆକ୍ରମଣ କଲେ। 18 ଦାଉଦ ଓ ତାଙ୍କର ସୈନ୍ୟବାହିନୀ 7000 ଅରାମୀୟ ରଥଗ୍ଭଳକ ଓ 40,000 ଅରାମୀୟ ସୈନ୍ୟଙ୍କୁ ହତ୍ୟା କଲେ। ଦାଉଦ ଓ ତାଙ୍କର ସୈନ୍ୟବାହିନୀ ଅରାମୀୟ ସୈନ୍ୟଦଳର ସେନାପତି ଶୋଫକକୁ ମଧ୍ୟ ହତ୍ୟା କଲେ।

19 ହଦରେଷରଙ୍କ ପଦାଧିକାରୀମାନେ ଯେତେବେଳେ ଦେଖିଲେ ଯେ, ଇସ୍ରାଏଲ ସେମାନଙ୍କୁ ପରାଜିତ କରିଅଛି, ସେମାନେ ଦାଉଦଙ୍କ ସହିତ ଶାନ୍ତି ସ୍ଥାପନ କଲେ। ସେମାନେ ଦାଉଦଙ୍କର ଦାସ ହେଲେ। ତେଣୁ ଅରାମୀୟମାନେ ଅମ୍ମୋନୀୟମାନଙ୍କୁ ଆଉ ସାହାଯ୍ୟ କରିବାକୁ ରାଜି ହେଲେ ନାହିଁ।

ଯୋୟାବ ଅମ୍ମୋନୀୟମାନଙ୍କୁ ବିନାଶ କଲେ

20 ବସନ୍ତକାଳରେ, ଯୋୟାବ ଇସ୍ରାଏଲର ସୈନ୍ୟବାହିନୀକୁ ଯୁଦ୍ଧ ନିମନ୍ତେ କଢ଼ାଇ ନେଲେ। ବର୍ଷର ସେହି ସମୟରେ ରାଜାମାନେ ଯୁଦ୍ଧ କରିବା ନିମନ୍ତେ ବାହାରି ଆସୁଥିଲେ, କିନ୍ତୁ ଦାଉଦ ଯିରୁଶାଲମରେ ରହିଲେ। ଇସ୍ରାଏଲର ସୈନ୍ୟବାହିନୀ ଅମ୍ମୋନ ଦେଶକୁ ଗଲେ ଓ ତାକୁ ବିନାଶ କଲେ। ସେମାନେ ରବ୍ବା ନଗରୀକୁ ଗଲେ ଓ ତା’ର ଚତୁର୍ଦ୍ଦିଗରେ ଛାଉଣି ସ୍ଥାପନ କଲେ। ନଗର ମଧ୍ୟରୁ ବାହାରକୁ କିଅବା ନଗର ମଧ୍ୟକୁ କାହାରିକୁ ଯିବାକୁ ଅନୁମତି ଦେଲେ ନାହିଁ। ଯୋୟାବ ଓ ଇସ୍ରାଏଲ ସୈନ୍ୟଗଣ ରବ୍ବା ନଗରୀକୁ ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ କଲେ।

ଦାଉଦ ସେମାନଙ୍କ ରାଜାର ମସ୍ତକରୁ ମୁକୁଟ କାଢ଼ି ନେଲେ। ସେହି ସୁବର୍ଣ୍ଣ ମୁକୁଟର ଓଜନ ଥିଲା ଏକ ତାଳନ୍ତ। ସେହି ମୁକୁଟରେ ଅତି ମୂଲ୍ୟବାନ ପଥରସବୁ ଲାଗିଥିଲା। ଦାଉଦଙ୍କ ମସ୍ତକରେ ସେହି ମୁକୁଟ ପିନ୍ଧାଗଲା। ଏହା ପରେ ଦାଉଦ ରବ୍ବା ନଗରୀରୁ ମିଳିଥିବା ଅନେକ ମୂଲ୍ୟବାନ ବସ୍ତୁ ପ୍ରାପ୍ତ ହେଲେ। ଦାଉଦ ରବ୍ବାର ଲୋକମାନଙ୍କୁ ବାହାର କରି ଆଣିଲେ ଓ ସେମାନଙ୍କୁ କରତ, ଶାବଳ ଓ କୁହ୍ରାଡ଼ି ଦ୍ୱାରା କାର୍ଯ୍ୟ କରିବାକୁ ବାଧ୍ୟ କଲେ। ଦାଉଦ ଅମ୍ମୋନୀୟ ଲୋକମାନଙ୍କର ସମସ୍ତ ନଗରଗୁଡ଼ିକରେ ସେହି ପ୍ରକାର କଲେ। ଏହା ପରେ ଦାଉଦ ଓ ସମସ୍ତ ସୈନ୍ୟବାହିନୀ ଯିରୁଶାଲମକୁ ଫେରିଗଲେ।

ପଲେଷ୍ଟୀୟ ସୈନ୍ୟମାନେ ନିହତ ହେଲେ

ଏହା ପରେ ଗେଷର୍ ସହରରେ ଇସ୍ରାଏଲୀୟମାନେ ପଲେଷ୍ଟୀୟ ଲୋକଙ୍କ ସହିତ ଯୁଦ୍ଧ କଲେ। ସେହି ସମୟରେ ହୂଶାତୀୟ ସିବ୍ବଖୟ ସିପ୍ପୟକୁ ବଧ କଲେ। ଏହି ସିପ୍ପୟ ଦୈତ୍ୟପୁତ୍ରମାନଙ୍କ ମଧ୍ୟରୁ ଜଣେ ଥିଲା। ତେଣୁ ପଲେଷ୍ଟୀୟ ଲୋକମାନେ ଇସ୍ରାଏଲୀୟମାନଙ୍କର କ୍ରୀତଦାସ ତୁଲ୍ୟ ହୋଇଗଲେ।

ଆଉ ଏକ ସମୟରେ ଇସ୍ରାଏଲର ଲୋକମାନେ ପଲେଷ୍ଟୀୟ ଲୋକମାନଙ୍କ ସହିତ ଆଉଥରେ ଯୁଦ୍ଧ କଲେ। ଯାୟୀରଙ୍କ ପୁତ୍ର ଇଲହାନନ୍ ଲହମି କି ବଧ କଲେ। ଲହମି ଗଲିୟାତର ଭ୍ରାତା ଥିଲେ। ଗଲିୟାତ ଗାଥ୍ ସହରବାସୀ ଥିଲେ। ଲହମିଙ୍କ ବର୍ଚ୍ଛା ବହୁତ ବଡ଼ ଓ ଭାରୀ ଥିଲା। ତାହା ଗୋଟିଏ ଲୁଗାତନ୍ତ ଉପରେ ଲାଗିଥିବା ବିରାଟ ଖମ୍ବ ସଦୃଶ ଥିଲା।

ଗାଥ୍ ସହରରେ ପୁଣି ଏକ ଯୁଦ୍ଧ ହେଲା। ସେଠାରେ ଜଣେ ବିରାଟକାୟ ଲୋକ ଥିଲା, ଯାହାର ପ୍ରତ୍ୟେକ ହାତରେ ଛଅଟି ଅଙ୍ଗୁଳି ଓ ପ୍ରତ୍ୟେକ ପାଦରେ ମଧ୍ୟ ଛଅଟି ଅଙ୍ଗୁଳି ଥିଲା। ସେ ମଧ୍ୟ ଜଣେ ଦୈତ୍ୟପୁତ୍ର ଥିଲା। ସେହି ଲୋକ ଇସ୍ରାଏଲକୁ ବିଦ୍ରୂପ କରିବାରୁ ଯୋନାଥନ ତାହାକୁ ବଧ କଲେ। ଯୋନାଥନ ଶିମିୟିଙ୍କ ପୁତ୍ର ଥିଲେ। ଶିମିୟି ଦାଉଦଙ୍କ ଭ୍ରାତା ଥିଲେ।

ସେହି ପଲେଷ୍ଟୀୟ ଲୋକମାନେ ଗାଥ୍ ସହରବାସୀ ଦୈତ୍ୟମାନଙ୍କର ପୁତ୍ର ଥିଲେ। ଦାଉଦ ଓ ତାଙ୍କର ଦାସମାନେ ସେହି ଦୈତ୍ୟମାନଙ୍କୁ ବଧ କଲେ।

ପିତରଙ୍କ ପ୍ରଥମ ପତ୍ର 1

ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ ପିତରଙ୍କଠାରୁ ପନ୍ତ, ଗାଲାତିଆ, କା‌ପ୍‌ପାଦକିଆ, ଆସିଆ ଓ ବୀଥୂନିଆ ଅଞ୍ଚଳରେ ସର୍ବତ୍ର ଛିନ୍ନଭିନ୍ନ ହୋଇଥିବା ପରମେଶ୍ୱରଙ୍କ ମନୋନୀତ ଲୋକମାନଙ୍କୁ ପତ୍ର। ପରମେଶ୍ୱର ଖୁବ୍ ଆଗରୁ ତାଙ୍କର ପବିତ୍ର ଲୋକ ହେବା ପାଇଁ ତୁମ୍ଭମାନଙ୍କୁ ମନୋନୀତ କରିବାକୁ ଯୋଜନା କରିଥିଲେ। ତୁମ୍ଭକୁ ପବିତ୍ର କରିବା ଆତ୍ମାଙ୍କର କାମ ଅଟେ। ଯୀଶୁ ଖ୍ରୀଷ୍ଟଙ୍କ ରକ୍ତ ଦ୍ୱାରା ପବିତ୍ର ହୋଇ ତୁମ୍ଭେ ଯେପରି ପରମେଶ୍ୱରଙ୍କ ଆଜ୍ଞା ପାଳନ କରିବ, ଏହା ସେ ଗ୍ଭହିଁଥିଲେ।

ଈଶ୍ୱରଙ୍କ ଅନୁଗ୍ରହ ଓ ଶାନ୍ତି ଅଧିକରୁ ଅଧିକ ତୁମ୍ଭ ଉପରେ ବର୍ତ୍ତୁ।

ଯୀଶୁଙ୍କ ଜୀବନ୍ତ ଭରସା

ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ୱର ଧନ୍ୟ ହେଉନ୍ତୁ। ପରମେଶ୍ୱରଙ୍କ କରୁଣା ଅପାର, ଓ ଏହି କରୁଣା (କୃପା) ଦ୍ୱାରା ସେ ଆମ୍ଭକୁ ଗୋଟିଏ ନୂତନ ଜୀବନ ଦେଇଛନ୍ତି। ଯୀଶୁ ଖ୍ରୀଷ୍ଟ ମୃତ୍ୟୁରୁ ପୁନର୍ଜୀବିତ ହେବା ଦ୍ୱାରା ଏହି ନୂତନ ଜୀବନ ଆମ୍ଭକୁ ଗୋଟିଏ ଜୀବନ୍ତ ଭରସା ଦେଇଛି। ପରମେଶ୍ୱର ଆପଣା ସନ୍ତାନମାନଙ୍କ ପାଇଁ ରଖିଥିବା ଆଶୀର୍ବାଦ ଆମ୍ଭେ ଏବେ ପାଇବାକୁ ଭରସା କରୁ। ସେହି ଆଶୀର୍ବାଦଗୁଡ଼ିକ ସ୍ୱର୍ଗରେ ତୁମ୍ଭ ପାଇଁ ସୁରକ୍ଷିତ। ସେହି ଆଶୀର୍ବାଦଗୁଡ଼ିକ କଦାପି ନଷ୍ଟ ହେବ ନାହିଁ, ବା ଧ୍ୱଂସ ପାଇବ ନାହିଁ କିଅବା ସେଗୁଡ଼ିକ ସେମାନଙ୍କର ସୌନ୍ଦର୍ଯ୍ୟ ହରାଇବେ ନାହିଁ।

ତୁମ୍ଭର ପରିତ୍ରାଣର ସମୟ ନ ଆସିବା ପର୍ଯ୍ୟନ୍ତ ତୁମ୍ଭ ବିଶ୍ୱାସ ମାଧ୍ୟମରେ ପରମେଶ୍ୱରଙ୍କ ଶକ୍ତି ତୁମ୍ଭକୁ ରକ୍ଷା କରିବ। ସେହି ପରିତ୍ରାଣ ତୁମ୍ଭ ପାଇଁ ପ୍ରସ୍ତୁତ ହୋଇ ରହିଛି ଏବଂ ଯୁଗର ଶେଷରେ ତୁମ୍ଭେ ଏହା ପାଇବ। ତେଣୁ ତୁମ୍ଭେ ଆନନ୍ଦିତ ହୁଅ। କିନ୍ତୁ ଏବେ ଅଳ୍ପ ସମୟ ପାଇଁ ଅନେକ ପ୍ରକାରର ସମସ୍ୟା ତୁମ୍ଭକୁ ଦୁଃଖୀ କରୁଥାଇପାରେ। ଏହି ସମସ୍ୟାଗୁଡ଼ିକ କାହିଁକି ହୁଏ? କେବଳ ତୁମ୍ଭର ବିଶ୍ୱାସର ସତ୍ୟତା ପ୍ରମାଣିତ କରିବା ଲାଗି ଏପରି ଘଟେ। ଏହି ବିଶ୍ୱାସର ପ୍ରମାଣ ସୁନାଠାରୁ ଅଧିକ ମୂଲ୍ୟବାନ। ସୁନାର ବିଶୁଦ୍ଧତା ଅଗ୍ନି ଦ୍ୱାରା ପରୀକ୍ଷିତ ହୁଏ, କିନ୍ତୁ ତାହା ନଷ୍ଟଶୀଳ। ଯୀଶୁ ପୁନଃ ଆସିବା ବେଳେ, ତୁମ୍ଭ ବିଶ୍ୱାସର ପବିତ୍ରତା ହେତୁ ତୁମ୍ଭେ ପ୍ରଶଂସା, ମହିମା ଓ ସମ୍ମାନ ପାଇବ।

ତୁମ୍ଭେ ଯୀଶୁ ଖ୍ରୀଷ୍ଟଙ୍କୁ ନ ଦେଖି ମଧ୍ୟ ପ୍ରେମ କରୁଛ। ଏବେ ତୁମ୍ଭେ ତାହାଙ୍କୁ ନ ଦେଖି ମଧ୍ୟ ବିଶ୍ୱାସ କରୁଛ। ତୁମ୍ଭେ ଅତୁଳନୀୟ ଆନନ୍ଦ ପାଉଛ। ସେହି ଆନନ୍ଦ ମହିମାରେ ପରିପୂର୍ଣ୍ଣ। ତୁମ୍ଭ ବିଶ୍ୱାସର ଗୋଟିଏ ଲକ୍ଷ୍ୟ ଅଛି। ତାହା ହେଲା ଆତ୍ମାର ଉଦ୍ଧାର। ତୁମ୍ଭେ ସେହି ଲକ୍ଷ୍ୟ ଅର୍ଥାତ୍ ଉଦ୍ଧାର ପାଉଛ।

10 ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନେ ମନୋଯୋଗ ସହକାରେ ଅଧ୍ୟୟନ କରି ଏହି ଉଦ୍ଧାର ବିଷୟରେ ଜାଣିବା ପାଇଁ ଚେଷ୍ଟା କଲେ। ସେହି ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନେ ତୁମ୍ଭ ପ୍ରତି ଆଗତ ଅନୁଗ୍ରହ ବିଷୟରେ କହିଥିଲେ। 11 ଖ୍ରୀଷ୍ଟଙ୍କ ଆତ୍ମା ସେହି ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କ ଅନ୍ତରରେ ଥିଲା। ଖ୍ରୀଷ୍ଟଙ୍କୁ କିପରି କଷ୍ଟ ଭୋଗିବାକୁ ହେବ ଓ ତା’ପରେ କିପରି ମହିମା ପ୍ରକାଶିତ ହେବ, ସେହି ବିଷୟରେ ‘ଆତ୍ମା’ କଥା କହୁଥିଲେ। ସେହି ଆତ୍ମା ଯାହା ଦେଖାଉଥିଲେ, ସେହି ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନେ ତାହା ଶିଖିବାକୁ ଚେଷ୍ଟା କଲେ। ସେମାନେ ଜାଣିବାକୁ ଚେଷ୍ଟା କଲେ ଯେ କେତେବେଳେ ଏହିସବୁ ଘଟଣାମାନ ଘଟିବ ଏବଂ ସେତେବେଳେ ଜଗତର ଅବସ୍ଥା କିପରି ହୋଇଥିବ।

12 ସେହି ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କ ସେବାକାର୍ଯ୍ୟ ସେମାନଙ୍କ ନିଜ ପାଇଁ ନୁହେଁ ବୋଲି ସେମାନଙ୍କୁ ଦେଖାଇ ଦିଆ ହେଲା। ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନେ ତୁମ୍ଭର ସେବା କରୁଥିଲେ। ସେମାନେ ସେବା କଲାବେଳେ ଯାହା କହିଥିଲେ ତୁମ୍ଭେ ତାହା ଶୁଣିଛ। ଯେଉଁ ଲୋକମାନେ ତୁମ୍ଭକୁ ସେହି ସୁସମାଗ୍ଭର କହିଲେ, ସେମାନେ ହିଁ ତାହା କହିଥିଲେ। ସ୍ୱର୍ଗରୁ ପଠାଯାଇଥିବା ପବିତ୍ରଆତ୍ମା ସାହାଯ୍ୟରେ ସେମାନେ କହିଥିଲେ। ଯେଉଁ କଥାଗୁଡ଼ିକ ତୁମ୍ଭକୁ କୁହାଯାଇଛି, ସେଗୁଡ଼ିକୁ ସ୍ୱର୍ଗଦୂତମାନେ ମଧ୍ୟ ଜାଣିବା ପାଇଁ ବହୁତ ଆଗ୍ରହୀ।

ପବିତ୍ର ଜୀବନ ପାଇଁ ଡାକରା

13 ଆତ୍ମସଂଯମୀ ହୁଅ ଓ ନିଜ ମନକୁ ସେବାକାର୍ଯ୍ୟ ପାଇଁ ପ୍ରସ୍ତୁତ କର। ଯୀଶୁ ଖ୍ରୀଷ୍ଟ ଆସିବା ବେଳେ, ଯେଉଁ ଅନୁଗ୍ରହ ତୁମ୍ଭ ପ୍ରତି ବର୍ତ୍ତିବ, ସେଥିରେ ତୁମ୍ଭର ପୂର୍ଣ୍ଣ ଭରସା ରହିବା ଉଚିତ୍। 14 ଅତୀତରେ ତୁମ୍ଭେ ଏହି କଥା ବୁଝି ନ ପାରି, ନିଜ ଇଚ୍ଛାରେ ସେହିସବୁ ମନ୍ଦ କାମ କରିଥିଲ କିନ୍ତୁ ଏବେ ତୁମ୍ଭେ ପରମେଶ୍ୱରଙ୍କ ଆଜ୍ଞାକାରୀ ସନ୍ତାନ ଅଟ। ଅତଏବ ଅତୀତର ମନ୍ଦ ଜୀବନଯାପନ କର ନାହିଁ। 15 ନିଜେ କରୁଥିବା ସମସ୍ତ କାମରେ, ପରମେଶ୍ୱର ଯେପରି ପବିତ୍ର, ସେହିପରି ପବିତ୍ର ହୁଅ। ପରମେଶ୍ୱର ହିଁ ତୁମ୍ଭକୁ ଆହ୍ୱାନ କରିଥିଲେ। 16 ଶାସ୍ତ୍ରରେ ଲେଖାଅଛି: “ପବିତ୍ର ହୁଅ, କାରଣ ମୁଁ ହେଉଛି ପବିତ୍ର।” [a]

17 ତୁମ୍ଭେ ପରମେଶ୍ୱରଙ୍କୁ ପ୍ରାର୍ଥନା କରୁଛ ଓ ପିତା ବୋଲି ଡାକୁଛ। ପରମେଶ୍ୱର ପ୍ରତ୍ୟେକ ଲୋକଙ୍କୁ ତାହାର କାର୍ଯ୍ୟ ଅନୁସାରେ ସମାନ ଭାବରେ ବିଗ୍ଭର କରନ୍ତି। ତେଣୁ ତୁମ୍ଭେ ଯେପର୍ଯ୍ୟନ୍ତ ପୃଥିବୀରେ ବଞ୍ଚି ରହିଛ, ତୁମ୍ଭେ ପରମେଶ୍ୱରଙ୍କ ପ୍ରତି ଭୟ ରଖି ବଞ୍ଚିବା ଉଚିତ୍। 18 ତୁମ୍ଭେ ଜାଣିଛ ଯେ ଅତୀତରେ ତୁମ୍ଭେ ନିରର୍ଥକ ଜୀବନଯାପନ କରୁଥିଲ। ତୁମ୍ଭ ପୂର୍ବ ବଂଶଧରମାନଙ୍କଠାରୁ ତୁମ୍ଭେ ସେହିପରି ଜୀବନ କାଟିବାକୁ ଶିଖିଥିଲ। କିନ୍ତୁ ତୁମ୍ଭେ ବର୍ତ୍ତମାନ ସେହିପରି ଜୀବନ କାଟିବାରୁ ରକ୍ଷା ପାଇଛ। ସୁନା ଓ ରୂପା ଭଳି କ୍ଷଣସ୍ଥାୟୀ ଜିନିଷ ବଦଳରେ ନୁହେଁ, 19 ବରଂ ନିର୍ଦ୍ଦୋଷ ପବିତ୍ର ମେଷଶାବକ ଖ୍ରୀଷ୍ଟଙ୍କର ବହୁମୂଲ୍ୟ ରକ୍ତ ଦ୍ୱାରା ତୁମ୍ଭେ କିଣା ହୋଇଅଛ। 20 ଜଗତ ଆରମ୍ଭ ହେବା ପୂର୍ବରୁ ଖ୍ରୀଷ୍ଟ ମନୋନୀତ ହୋଇଥିଲେ। କିନ୍ତୁ ଏହି ଶେଷ ସମୟରେ ତୁମ୍ଭ ନିମନ୍ତେ ସେ ଜଗତରେ ପ୍ରକାଶିତ ହେଲେ। 21 ତୁମ୍ଭେ ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱରଙ୍କୁ ବିଶ୍ୱାସ କର। ପରମେଶ୍ୱର ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କଲେ। ତା’ପରେ ସେ ତାହାଙ୍କୁ ମହିମା ପ୍ରଦାନ କଲେ। ତେଣୁ ତୁମ୍ଭର ବିଶ୍ୱାସ ଓ ଭରସା ପରମେଶ୍ୱରଙ୍କଠାରେ ଅଛି।

22 ଏବେ, ସତ୍ୟ ପାଳନ ଦ୍ୱାରା ତୁମ୍ଭେମାନେ ନିଜ ନିଜକୁ ପବିତ୍ର କରିଛ। ତୁମ୍ଭେମାନେ ତୁମ୍ଭମାନଙ୍କର ଭାଇ ଓ ଭଉଣୀମାନଙ୍କ ପାଇଁ ସତ୍ୟ ପ୍ରେମ ଦେଖାଇ ପାରିବ। ଅତଏବ, ପୂର୍ଣ୍ଣ ହୃଦୟ ସହିତ ଗଭୀର ଭାବରେ ପରସ୍ପରକୁ ପ୍ରେମ କର। 23 ତୁମ୍ଭେ ପୁନର୍ଜନ୍ମ ଗ୍ରହଣ କରିଛ। ଏହି ନୂତନ ଜୀବନ ମରଣଶୀଳ ବିଷୟରୁ ଆସି ନାହିଁ କିନ୍ତୁ ଯାହାକିଛି କେବେ ମରେ ନାହିଁ, ସେଠାରୁ ଆସିଛି। ଯାହା ସବୁଦିନ ପାଇଁ ରୁହେ, ପରମେଶ୍ୱରଙ୍କ ସେହି ଜୀବନ୍ତ ସୁସମାଗ୍ଭର ଯୋଗୁଁ ତୁମ୍ଭେ ଆଉ ଥରେ ଜନ୍ମ ଗ୍ରହଣ କରିଛ। 24 ଶାସ୍ତ୍ର କୁହେ:

“ସମସ୍ତ ମନୁଷ୍ୟ ନିତ୍ୟଜୀବୀ ନୁହନ୍ତି, ସେମାନେ ଘାସ ଭଳି,
    ସେମାନଙ୍କର ମହିମା ଏକ ବନ୍ୟଫୁଲ ଭଳି।
ଘାସ ଶୁଖି ଯାଏ,
    ଫୁଲ ଝଡ଼ି ଯାଏ।
25 କିନ୍ତୁ ପରମେଶ୍ୱରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ (A)

ଏବଂ ଏହି ଶିକ୍ଷା ତୁମ୍ଭକୁ ଦିଆ ଯାଇଥିଲା।”

ଯୂନସ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 3

ପରମେଶ୍ୱର କହିଲେ ଓ ଯୂନସ ପାଳନ କଲେ

ତା’ପରେ ସଦାପ୍ରଭୁ ଯୂନସଙ୍କୁ ପୁନର୍ବାର କହିଲେ। ପ୍ରଭୁ କହିଲେ, “ବୃହତ୍ ନଗର ନୀନିବୀକୁ ଯାଅ ଏବଂ ଆମ୍ଭେ ଯାହା କହିଛୁ ତାକୁ ଲୋକମାନଙ୍କ ମଧ୍ୟରେ ପ୍ରଗ୍ଭର କର।”

ଯୂନସ ସଦାପ୍ରଭୁଙ୍କ ବାକ୍ୟକୁ ପାଳନ କରି ନୀନିବୀକୁ ଗଲେ। ଏହା ଏକ ବିରାଟ ନଗର ଥିଲା। ଜଣେ ଲୋକକୁ ସମଗ୍ର ସହରରେ ବୁଲି ଆସିବାକୁ ତିନି ଦିନ ସମୟ ଲାଗୁଥିଲା।

ଯୂନସ ନଗରର କେନ୍ଦ୍ରସ୍ଥଳୀକୁ ଯାଇ ତା’ର ପ୍ରଗ୍ଭର ଲୋକମାନଙ୍କ ମଧ୍ୟରେ ଆରମ୍ଭ କଲେ। ଯୂନସ କହିଲେ, “ଗ୍ଭଳିଶ୍ ଦିନ ପରେ ନୀନିବୀ ଧ୍ୱଂସ ହେବ।”

ନୀନିବୀର ଲୋକମାନେ ପରମେଶ୍ୱରଙ୍କର ଏହି ବାର୍ତ୍ତାକୁ ବିଶ୍ୱାସ କଲେ। କିଛିଦିନ ଉପବାସ କରିବାକୁ ସ୍ଥିର କଲେ। ସେମାନେ ଚଟ ବସ୍ତ୍ର ପରିଧାନ କଲେ ଏବଂ ଅନୁତାପ କଲେ। ସାନ ବଡ଼ ସମସ୍ତ ଲୋକେ ଏହି କାର୍ଯ୍ୟ କଲେ।

ନୀନିବୀର ରାଜା ଏ ବିଷୟରେ ଶୁଣିଲେ ଏବଂ ସେ ମଧ୍ୟ ମନ୍ଦକାର୍ଯ୍ୟ କରିଥିବା ଯୋଗୁଁ ଅନୁତାପ କଲେ। ରାଜା ସିଂହାସନ ଛାଡ଼ି ଦେଲେ। ସେ ତାଙ୍କର ଦୁଃଖ ପ୍ରକାଶ କରିବାକୁ ଯାଇ ରାଜକୀୟ ପୋଷାକ ପରିତ୍ୟାଗ କଲେ ଏବଂ ସାଧାରଣ ପୋଷାକ ପରିଧାନ କଲେ। ଅନୁତପ୍ତ ରାଜା ଧୂଳି ଉପରେ ବସି ପଡ଼ିଲେ। ରାଜା ଏକ ସ୍ୱତନ୍ତ୍ର ବାର୍ତ୍ତା ଲେଖି ନଗରକୁ ପଠାଇଲେ।

ଏହି ବାର୍ତ୍ତା ରାଜା ଓ ତାଙ୍କର ମୁଖ୍ୟ ଶାସକମାନଙ୍କର ଥିଲା।

ସେହି ବାର୍ତ୍ତାରେ ଥିଲା କୌଣସି ମନୁଷ୍ୟ ବା ପ୍ରାଣୀ କିଛି ସମୟ ପାଇଁ କିଛି ଖାଇବେ ନାହିଁ। କୌଣସି ଗୋରୁପଲ କି ମେଷପଲ ପଡ଼ିଆରେ ଚରିବେ ନାହିଁ। ନୀନିବୀର କୌଣସି ଜୀବନ୍ତ ପ୍ରାଣୀ କିଛି ଖାଇବେ ନାହିଁ କି ପିଇବେ ନାହିଁ। କିନ୍ତୁ ସମସ୍ତ ମନୁଷ୍ୟ ଓ ପ୍ରାଣୀ ମୋଟା ବସ୍ତ୍ର ପରିଧାନ କରିବେ ଏବଂ ସେମାନେ ଦୁଃଖ ପ୍ରକାଶ କରିବେ। ସେମାନେ ଉଚ୍ଚ ସ୍ୱରରେ ପରମେଶ୍ୱରଙ୍କୁ ପ୍ରାର୍ଥନା କରିବେ। ପ୍ରତ୍ୟେକ ବ୍ୟକ୍ତି ସେମାନଙ୍କର ଜୀବନଧାରା ବଦଳାଇବେ ଓ ମନ୍ଦକାର୍ଯ୍ୟ କରିବା ବନ୍ଦ କରିବେ। ତାହାହେଲେ ପରମେଶ୍ୱର ହୁଏତ ତାଙ୍କର ମନ ପରିବର୍ତ୍ତନ କରିବେ ଓ ଯୋଜନା କରିଥିବା କାର୍ଯ୍ୟ କରିବେ ନାହିଁ। ସେ ହୁଏତ ବଦଳି ଯିବେ ଓ କ୍ରୋଧ ହେବେ ନାହିଁ। ତା’ପରେ ସେ ହୁଏତ ଦଣ୍ତ ଦେବେ ନାହିଁ।

10 ଲୋକମାନେ ଯାହା କଲେ ପରମେଶ୍ୱର ସବୁ ଦେଖିଲେ। ସେମାନେ ମନ୍ଦକାର୍ଯ୍ୟ ବନ୍ଦ କରିବା ପରମେଶ୍ୱର ଦେଖିଲେ। ତେଣୁ ସେ ତାଙ୍କର ମନ ବଦଳାଇଲେ ଏବଂ ଯାହା ଯୋଜନା କରିଥିଲେ ତାହା କଲେ ନାହିଁ। ସେ ଲୋକମାନଙ୍କୁ ଆଉ ଦଣ୍ତ ଦେଲେ ନାହିଁ।

ଲୂକ ଲିଖିତ ସୁସମାଗ୍ଭର 8

ଶିଷ୍ୟମାନଙ୍କ ସହିତ ଯୀଶୁ

ଏହା ପରେ ଯୀଶୁ ନଗର ନଗର, ଗାଁ ଗାଁ ବୁଲି ପରମେଶ୍ୱରଙ୍କ ରାଜ୍ୟର ସୁସମାଗ୍ଭର ଲୋକମାନଙ୍କୁ ଶୁଣାଇଲେ। ତାହାଙ୍କ ସହିତ ବାରଜଣ ପ୍ରେରିତ ମଧ୍ୟ ରହିଥିଲେ। କେତେକ ସ୍ତ୍ରୀଲୋକ ମଧ୍ୟ ତାହାଙ୍କ ସାଙ୍ଗରେ ଥିଲେ। ସେମାନଙ୍କୁ ଯୀଶୁ ଦୁଷ୍ଟାତ୍ମା କବଳରୁ ତଥା ରୋଗରୁ ମୁକ୍ତ କରିଥିଲେ। ସେମାନଙ୍କ ମଧ୍ୟରୁ ଜଣକର ନାଁ ଥିଲା ମରିୟମ। ସେ ମ‌ଗ୍‌ଦଲା ସହରର ବାସିନ୍ଦା ଥିଲେ। ତା’ଠାରୁ ସାତୋଟି ଭୂତ ବାହାର କରା ଯାଇଥିଲା। ହେରୋଦଙ୍କ ଗୁମାସ୍ତା ଖୂଜାଙ୍କ ସ୍ତ୍ରୀ ଯୋହାନା, ଶୋଶାନ୍ନା, ପୁଣି ଏହିଭଳି ଆହୁରି ଅନେକ ସ୍ତ୍ରୀ ଲୋକ ମଧ୍ୟ ଯାଉଥିଲେ। ସେହି ସ୍ତ୍ରୀ ଲୋକମାନେ ଯୀଶୁ ଓ ତାହାଙ୍କ ପ୍ରେରିତମାନଙ୍କୁ ସାହାଯ୍ୟ କରିବା ପାଇଁ ସେମାନଙ୍କ ନିଜ ଟଙ୍କା ଖର୍ଚ୍ଚ କରୁଥିଲେ।

ବିହନ ବୁଣା ଦୃଷ୍ଟାନ୍ତ(A)

ବହୁ ଲୋକ ଆସି ଜମା ହୋଇଗଲେ। ପ୍ରତ୍ୟେକ ନଗରରୁ ଲୋକେ ଯୀଶୁଙ୍କ ପାଖକୁ ଆସିଲେ। ଯୀଶୁ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ:

“ଜଣେ କୃଷକ ବୀଜ ବୁଣିବାକୁ ବାହାରିଲା। ସେ ବୀଜ ବୁଣିଲା ବେଳେ କିଛି ବୀଜ ରାସ୍ତା କଡ଼ରେ ଯାଇ ପଡ଼ିଲା। ଏହି ବୀଜଗୁଡ଼ିକ ଲୋକଙ୍କ ପାଦରେ ଚକଟି ହୋଇଗଲା ଓ ଚଢ଼େଇମାନେ ସେଗୁଡ଼ିକୁ ଖାଇଗଲେ। କିଛି ବୀଜ ପଥର ଉପରେ ପଡ଼ିଲା ସେଥିରୁ ଗଜା ବାହାରିଲା କିନ୍ତୁ ଜଳ ଅଭାବରୁ ମରିଗଲା। କିଛି ବୀଜ କଣ୍ଟା ବୁଦାରେ ପଡ଼ିଲା। ବୀଜ ଗଜାହୋଇ ଗଛ ବଢ଼ିଲା। କିନ୍ତୁ କଣ୍ଟା ବୁଦା ମଧ୍ୟ ତା’ ସହିତ ବଢ଼ିଲା ଓ ଶେଷରେ ତାକୁ ଗ୍ଭପି ପକାଇଲା। ଅନ୍ୟ ବୀଜତକ ଭଲ ମାଟିରେ ପଡ଼ିଲା। ତାହା ଗଛ ହୋଇ ବଢ଼ିଲା। ଏଥିରୁ ଶହେ ଗୁଣ ଅଧିକ ଶସ୍ୟ ମିଳିଲା।”

ଏହି ଦୃଷ୍ଟାନ୍ତ କରିସାରି ଯୀଶୁ ବଡ଼ ପାଟିରେ କହିଲେ, “ତୁମ୍ଭମାନଙ୍କର ଯଦି କାନ ଅଛି, ତେବେ ଶୁଣ।”

ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ପଗ୍ଭରିଲେ, “ଏହି ଦୃଷ୍ଟାନ୍ତର ଅର୍ଥ କ’ଣ?”

10 ଯୀଶୁ କହିଲେ, “ପରମେଶ୍ୱରଙ୍କ ରାଜ୍ୟର ନିଗୁଢ଼ ବିଷୟ ଜାଣିବା ପାଇଁ ତୁମ୍ଭେ ବଛା ହୋଇଛ। କିନ୍ତୁ ଅନ୍ୟମାନଙ୍କୁ ଏହି ରହସ୍ୟ ବିଷୟରେ କହିବାକୁ ମୁଁ ଦୃଷ୍ଟାନ୍ତ ବ୍ୟବହାର କରୁଛି। ମୁଁ ଏହା କରୁଛି

‘ଯେପରି କି ସେମାନେ ଗ୍ଭହୁଁଥିଲେ ମଧ୍ୟ
    ଦେଖି ପାରିବେନି,
ଏବଂ ଶୁଣୁଥିଲେ ମଧ୍ୟ
    ବୁଝି ପାରିବେ ନାହିଁ।’(B)

ବିହନବୁଣା ଦୃଷ୍ଟାନ୍ତର ଅର୍ଥ(C)

11 “ଦୃଷ୍ଟାନ୍ତର ଏହା ହିଁ ଅର୍ଥ: “ବୀଜ ହେଉଛି ପରମେଶ୍ୱରଙ୍କ ଉପଦେଶ। 12 ଯେଉଁ ବୀଜ ରାସ୍ତା କଡ଼ରେ ପଡ଼ିଥିଲା, ତାହା ସେହି ଲୋକମାନଙ୍କ ଭଳି, ଯେଉଁମାନେ ପରମେଶ୍ୱରଙ୍କ ବାକ୍ୟ ଶୁଣନ୍ତି, କିନ୍ତୁ ତା’ପରେ ଶୟତାନ ଆସେ ତାହାଙ୍କ ହୃଦୟରୁ ଉପଦେଶ ବାହାର କରି ନେଇଯାଏ। ତେଣୁ ସେହି ଲୋକମାନେ ବିଶ୍ୱାସ କରି ନ ପାରି ଉଦ୍ଧାର ପାଆନ୍ତି ନାହିଁ। 13 ଯେଉଁ ବୀଜ ପଥର ଉପରେ ପଡ଼ିଥିଲା, ତାହା ସେହି ଲୋକମାନଙ୍କ ଭଳି, ଯେଉଁମାନେ ପରମେଶ୍ୱରଙ୍କ ଉପଦେଶ ଶୁଣନ୍ତି ଓ ଆନନ୍ଦରେ ତାହା ଗ୍ରହଣ କରନ୍ତି। କିନ୍ତୁ ତା’ର ଚେର ସେହି ଲୋକମାନଙ୍କ ହୃଦୟ ମଧ୍ୟରେ ଗଭୀରକୁ ପ୍ରବେଶ କରିପାରେ ନାହିଁ। ସେମାନେ କିଛି ସମୟ ପର୍ଯ୍ୟନ୍ତ ବିଶ୍ୱାସ କରନ୍ତି, କିନ୍ତୁ ପରୀକ୍ଷାର ସମୟ ଆସିଲେ ସେମାନେ ବିଶ୍ୱାସ କରିବା ବନ୍ଦ କରନ୍ତି। ସେମାନେ ବିଶ୍ୱାସ ହରେଇ ବସନ୍ତି ଓ ପରମେଶ୍ୱରଙ୍କଠାରୁ ଦୂରେଇ ଯାଆନ୍ତି।

14 “ଯେଉଁ ବୀଜ କଣ୍ଟା ବୁଦାରେ ପଡ଼ିଥିଲା, ତାହା ସେହି ଲୋକମାନଙ୍କ ଭଳି, ଯେଉଁମାନେ ପରମେଶ୍ୱରଙ୍କ ବାକ୍ୟ ଶୁଣନ୍ତି କିନ୍ତୁ ଚିନ୍ତା, ଧନ, ସମ୍ପତ୍ତି, ଜୀବନର ଭୋଗ ବିଳାସ ଆଦି ସେମାନଙ୍କୁ ବଢ଼ିବାରୁ ବାଧାଦିଏ। ତା’ ଫଳରେ ସେଥିରୁ ଭଲ ଫଳ ମିଳି ପାରେ ନାହିଁ। 15 ଏବଂ ଯେଉଁ ବୀଜ ଭଲ ମାଟିରେ ପଡ଼ିଥିଲା, ତାହା ସେହି ଲୋକମାନଙ୍କ ଭଳି, ଯେଉଁମାନେ ପରମେଶ୍ୱରଙ୍କ ଉପଦେଶ ସ୍ୱଚ୍ଛ ଓ ପବିତ୍ର ହୃଦୟରେ ଶୁଣନ୍ତି, ତାହା ହୃଦୟରେ ଗ୍ରହଣ କରନ୍ତି, କାର୍ଯ୍ୟରେ ପାଳନ କରନ୍ତି ଓ ଧୈର୍ଯ୍ୟ ପୂର୍ବକ ଉତ୍ତମ ଫଳ ଫଳନ୍ତି।

ନିଜର ବୁଝାମଣା ଶକ୍ତି ପ୍ରୟୋଗ କର(D)

16 “କେହି କେବେ ଦୀପଟିଏ ହାଣ୍ଡିତଳେ ଘୋଡ଼େଇ ରଖିବା ପାଇଁ ବା ଖଟ ତଳେ ଲୁଚେଇ ରଖିବା ପାଇଁ ଜଳେଇ ନ ଥାଏ। ବରଂ ସେ ଦୀପଟି ଗୋଟିଏ ଦୀପରୂଖା ଉପରେ ରଖେ। ତାହାହେଲେ ଯେଉଁମାନେ ଘର ଭିତରକୁ ଆସିବେ, ସେମାନେ ଦେଖି ପାରିବା ପାଇଁ ଯଥେଷ୍ଟ ଆଲୁଅ ପାଇବେ। 17 ପ୍ରତ୍ୟେକ ଗୁପ୍ତ ରହିଥିବା ବିଷୟ ଜ୍ଞାତ ହେବ ଓ ପ୍ରକାଶ୍ୟକୁ ଅଣାଯିବ। ଏପରି କୌଣସି ଗୁପ୍ତ ଜିନିଷ ନାହିଁ, ଯାହା ସ୍ପଷ୍ଟ କରାଯିବ ନାହିଁ, ଜ୍ଞାତ ହେବ ନାହିଁ ଓ ପ୍ରକାଶ୍ୟକୁ ଅଣା ଯିବ ନାହିଁ। 18 ତୁମ୍ଭେମାନେ କିପରି ଶୁଣୁଛ, ସେଥିପାଇଁ ସାବଧାନ ରୁହ। ଯାହାର କିଛି ବୁଝିବା ଶକ୍ତି ଥିବ, ସେ ଅଧିକ ଗ୍ରହଣ କରିବ ଏବଂ ଯାହାର ବୁଝିବା ଶକ୍ତି ନ ଥିବ, ତାହାର ଯେତିକି ବା ବୁଝିବା ଶକ୍ତି ଅଛି ବୋଲି ସେ ଭାବୁଥିବ, ସେତକ ମଧ୍ୟ ତା’ଠାରୁ ଛଡ଼ାଇ ନିଆଯିବ।”

ଯୀଶୁଙ୍କ ମା ଓ ଭାଇମାନେ(E)

19 ଯୀଶୁଙ୍କ ମା ଓ ଭାଇମାନେ ତାହାଙ୍କୁ ଦେଖିବାକୁ ଆସିଲେ। କିନ୍ତୁ ବହୁତ ଲୋକ ଗହଳି ହୋଇଥିବା ହେତୁ ସେମାନେ ତାହାଙ୍କ ପାଖକୁ ଯାଇ ପାରୁ ନ ଥିଲେ। 20 କେହି ଜଣେ ଯୀଶୁଙ୍କୁ କହିଲା, “ତୁମ୍ଭର ମା ଓ ଭାଇମାନେ ବାହାରେ ଠିଆ ହୋଇଛନ୍ତି। ସେମାନେ ତୁମ୍ଭକୁ ଦେଖିବାକୁ ଗ୍ଭହୁଁଛନ୍ତି।”

21 କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୋର ମା ଓ ଭାଇମାନେ ହେଉଛନ୍ତି ସେହିମାନେ, ଯେଉଁମାନେ ପରମେଶ୍ୱରଙ୍କ ଉପଦେଶ ଶୁଣନ୍ତି ଓ ତାହା ପାଳନ କରନ୍ତି।”

ଶିଷ୍ୟମାନେ ଯୀଶୁଙ୍କ ଶକ୍ତି ଦେଖିଲେ(F)

22 ଦିନେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଗୋଟିଏ ଡଙ୍ଗାରେ ଚଢ଼ିଲେ। ଯୀଶୁ ସେମାନଙ୍କୁ କହିଲେ, “ଆସ, ଆମ୍ଭେମାନେ ହ୍ରଦ ଆରପାରିକି ଯିବା।” ଶିଷ୍ୟମାନେ ଡଙ୍ଗା ଖୋଲିଦେଲେ। 23 ସେମାନେ ଡଙ୍ଗା ବାହି ନେଉଥିବା ସମୟରେ ଯୀଶୁ ଶୋଇ ପଡ଼ିଲେ। ହ୍ରଦରେ ଝଡ଼ତୋଫାନ ମାଡ଼ି ଆସିଲା। ଡଙ୍ଗାରେ ପାଣି ପଶିବାକୁ ଲାଗିଲା। ସେମାନେ ବିପଦରେ ପଡ଼ିଗଲେ। 24 ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସିଲେ ଓ ତାହାଙ୍କୁ ଉଠେଇ କହିବାକୁ ଲାଗିଲେ, “ଗୁରୁ, ହେ ଗୁରୁ, ଆମ୍ଭେ ବୁଡ଼ିଯିବା।”

ଯୀଶୁ ଠିଆ ହେଲେ। ସେ ତୋଫାନ ଓ ଢେଉକୁ ଆଜ୍ଞା ଦେଲେ। ପବନ ବନ୍ଦ ହୋଇଗଲା। ହ୍ରଦ ଶାନ୍ତ ହୋଇଗଲା। 25 ଯୀଶୁ ଶିଷ୍ୟମାନଙ୍କୁ ପଗ୍ଭରିଲେ, “ତୁମ୍ଭମାନଙ୍କର ବିଶ୍ୱାସ କେଉଁଆଡ଼େ ଗଲା?”

କିନ୍ତୁ ସେମାନେ ଡରିଯାଇଥିଲେ ଓ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ସେମାନେ କଥାବାର୍ତ୍ତା ହେଲେ, “ଏ ତେବେ କିଏ? ସେ ପବନ ଓ ପାଣିକୁ ମଧ୍ୟ ଆଜ୍ଞା ଦେଉଛନ୍ତି ଓ ସେମାନେ ତାହାଙ୍କ କଥା ମାନୁଛନ୍ତି!”

ଜଣେ ଲୋକ ଭୂତ କବଳରୁ ମୁକ୍ତି(G)

26 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଗାଲିଲୀରୁ ହ୍ରଦର ଅପର ପାର୍ଶ୍ୱକୁ ଗଲେ। ସେମାନେ ଗରାଶୀୟମାନେ ରହୁଥିବା ଅଞ୍ଚଳରେ ପହଞ୍ଚିଲେ। 27 ଯୀଶୁ ଡଙ୍ଗାରୁ ବାହାରକୁ ବାହାରିବା ସମୟରେ ଜଣେ ଲୋକ ନଗରରୁ ଯୀଶୁଙ୍କ ପାଖକୁ ଆସିଲା। ଏହି ଲୋକଟି ଦେହରେ ଭୂତଟିଏ ପ୍ରବେଶ କରିଥିଲା। ଅନେକ ଦିନ ଧରି ସେ ଲୁଗା ପିନ୍ଧୁ ନ ଥିଲା କି ଘରେ ମଧ୍ୟ ରହୁ ନ ଥିଲା। ସେ କବର ସ୍ଥାନରେ ରହୁଥିଲା।

28-29 ଭୂତ ଅନେକ ଥର ଲୋକଟିକୁ କବଳିତ କରୁଥିଲା। ଏହି ସମୟରେ ତା’ ହାତରେ ହାତକଡ଼ି ଓ ଗୋଡ଼ରେ ବେଡ଼ି ପକାଇ ପହରା ଭିତରେ ରଖା ଯାଉଥିଲା। କିନ୍ତୁ ସେ ସବୁବେଳେ ସେ ସବୁ ଛିଣ୍ଡାଇ ଦେଉଥିଲା ଓ ତା’ ଦେହରେ ଥିବା ଭୂତ ତାହାକୁ ଲୋକେ ରହୁ ନ ଥିବା ନିଛାଟିଆ ଜାଗାକୁ ତଡ଼ି ନେଉଥିଲା। ଯୀଶୁ ଭୂତକୁ ସେହି ଲୋକଟି ଦେହରୁ ବାହାରି ଆସିବାକୁ ଆଜ୍ଞା ଦେଲେ। ଲୋକଟି ଯୀଶୁଙ୍କ ଆଗରେ ପଡ଼ିଯାଇ ଉଚ୍ଚ ସ୍ୱରରେ ପାଟି କରି କହିଲା, “ହେ ସର୍ବୋପରିସ୍ଥଙ୍କ ପୁତ୍ର ଯୀଶୁ! ତୁମ୍ଭେ ମୋ’ଠାରୁ କ’ଣ ଗ୍ଭହୁଁଛ? ମୁଁ ଅନୁରୋଧ କରୁଛି, ମୋତେ ଦଣ୍ଡ ଦିଅ ନାହିଁ।”

30 ଯୀଶୁ ତାକୁ ପଗ୍ଭରିଲେ, “ତୋର ନାମ କ’ଣ?”

ଲୋକଟି କହିଲା, “ବାହିନୀ” [a] ସେ ତା’ ନାମ “ବାହିନୀ” କହିବାର କାରଣ ହେଲା ବହୁତ ଭୂତ ତା’ ଦେହରେ ପ୍ରବେଶ କରିଥିଲେ। 31 ଭୂତମାନେ ଯୀଶୁଙ୍କୁ ଅନୁରୋଧ କଲେ ଯେ ସେ ସେମାନଙ୍କୁ ଅନନ୍ତ ନର୍କକୁ ପଠାଇ ନ ଦିଅନ୍ତୁ। 32 ସେତେବେଳେ ସେହି ପାହାଡ଼ ଉପରେ ଏକ ବଡ଼ ଘୁଷୁରିଦଳ ଚରୁଥିଲେ। ଭୂତମାନେ ଯୀଶୁଙ୍କୁ ଅନୁରୋଧ କଲେ ଯେ ସେ ସେମାନଙ୍କୁ ଘୁଷୁରିମାନଙ୍କ ଦେହକୁ ଯିବାକୁ ଅନୁମତି ଦିଅନ୍ତୁ। ଯୀଶୁ ସେମାନଙ୍କୁ ତାହା କରିବାକୁ ଅନୁମତି ଦେଇଦେଲେ। 33 ତା’ପରେ ଭୂତମାନେ ଲୋକଟି ଦେହରୁ ବାହାରି ଆସିଲେ ଓ ଘୁଷୁରିମାନଙ୍କ ଦେହକୁ ଗ୍ଭଲିଗଲେ। ଦଳକଯାକ ଘୁଷୁରି ସେହି ପାହାଡ଼ ଉପରୁ ହ୍ରଦ ଭିତରକୁ ଦୌଡ଼ିଗଲେ ଓ ସମସ୍ତେ ବୁଡ଼ିଗଲେ।

34 ଏ ଘଟଣା ଦେଖି ଘୁଷୁରି ଜଗୁଆଳମାନେ ସେଠାରୁ ପଳାଇଲେ। ସେମାନେ ଯାଇ ନଗର ଓ ପଲ୍ଲୀରେ ଥିବା ଲୋକମାନଙ୍କୁ ଏହି କଥା କହିଲେ। 35 ଲୋକମାନେ ଏହି ଘଟଣା ଦେଖିବା ପାଇଁ ବାହାରି ଆସିଲେ। ସେମାନେ ଯୀଶୁଙ୍କ ପାଦତଳେ ସେହି ଲୋକଟିକୁ ବସିଥିବାର ଦେଖିଲେ। ଲୋକଟି ଲୁଗା ପିନ୍ଧିଥିଲା ଓ ତା’ମନ ପୁରାପୁରୀ ବଦଳି ଯାଇଥିଲା। ତା’ ଦେହରୁ ଭୂତମାନେ ବାହାରି ଯାଇଥିଲେ। ଏହା ଦେଖି ସମସ୍ତେ ଡରିଗଲେ। 36 ଯେଉଁମାନେ ଏହି ଘଟଣା ଦେଖିଥିଲେ, ସେମାନେ ସମସ୍ତେ ଅନ୍ୟ ଲୋକମାନଙ୍କୁ କହିବାକୁ ଲାଗିଲେ, ଯେ ଭୂତ କବଳିତ ଲୋକଟି କିପରି ଭଲ ହୋଇଗଲା। 37 ସେ ଅଞ୍ଚଳର ସମସ୍ତ ଲୋକ ଯୀଶୁଙ୍କୁ ସେହି ସ୍ଥାନରୁ ଗ୍ଭଲିଯିବା ପାଇଁ ଅନୁରୋଧ କଲେ। କାରଣ ସେମାନେ ସମସ୍ତେ ବହୁତ ଡରି ଯାଇଥିଲେ।

ତେଣୁ ଯୀଶୁ ଡଙ୍ଗାରେ ବସି ଗାଲିଲୀ ଫେରିଗଲେ। 38 କିନ୍ତୁ ଯେଉଁ ଲୋକଠାରୁ ଦେହରୁ ଭୂତଗୁଡ଼ିକ ବାହାରି ସାରିଥିଲେ, ସେ ଯୀଶୁଙ୍କ ସହିତ ଯିବାକୁ ଅନୁରୋଧ କଲା। କିନ୍ତୁ ଯୀଶୁ ଲୋକଟିକୁ ଏହା କହି ଘରକୁ ପଠାଇଦେଲେ: 39 “ଘରକୁ ଫେରିଯାଅ। ପରମେଶ୍ୱର ତୁମ୍ଭ ପାଇଁ ଯାହା କରିଛନ୍ତି ତାହା ଲୋକମାନଙ୍କୁ କୁହ।”

ତେଣୁ ଲୋକଟି ଫେରିଗଲା ଓ ଯୀଶୁ ତା’ ପାଇଁ ଯାହା କରିଥିଲେ, ତାହା ନଗର ସାରା ସମସ୍ତଙ୍କୁ କହି ବୁଲିଲା।

ମରିଯାଇଥିବା ଝିଅକୁ ଜୀବନ ଦେବା ଓ ରୋଗୀ ସ୍ତ୍ରୀ ଲୋକକୁ ସୁସ୍ଥ କରିବା(H)

40 ଯୀଶୁ ଗାଲିଲୀ ଫେରିଯିବା ପରେ ଲୋକମାନେ ତାହାଙ୍କୁ ସ୍ୱାଗତ କଲେ। ସମସ୍ତେ ତାହାଙ୍କୁ ଅପେକ୍ଷା କରି ରହିଥିଲେ। 41 ଯାଈରସ ନାମରେ ଜଣେ ଲୋକ ଯୀଶୁଙ୍କ ପାଖକୁ ଆସିଲେ। ଯାଈରସ ସେଠାକାର ସମାଜଗୃହର ନେତା ଥିଲେ। ସେ ଯୀଶୁଙ୍କ ପାଦତଳେ ପଡ଼ିଗଲେ ଓ ତାହାଙ୍କୁ ଘରକୁ ଆସିବା ପାଇଁ ଅନୁରୋଧ କଲେ। 42 ଯାଈରସଙ୍କର ଗୋଟିଏ ବୋଲି ଝିଅ ଥିଲା। ତାହାକୁ ବାର ବର୍ଷ ବୟସ ହୋଇଥିଲା। ସେ ମରିଯିବା ଅବସ୍ଥାରେ ପଡ଼ିଥିଲା। ଯୀଶୁ ଯେତେବେଳେ ଯାଈରସର ଘରକୁ ଯାଉଥିଲେ, ସେତେବେଳେ ବହୁ ସଂଖ୍ୟାରେ ଲୋକ ତାହାଙ୍କ ଘର ଗ୍ଭରିପାଖକୁ ଆସିଗଲେ।

ଲୋକଙ୍କ ଭିଡ଼ ଭିତରେ ଯୀଶୁ ଗ୍ଭପି ହୋଇ ଯାଉଥିଲେ। 43 ସେଠାରେ ଜଣେ ସ୍ତ୍ରୀ ଲୋକ ମଧ୍ୟ ଥିଲା। ତା’ର ବାର ବର୍ଷ ହେଲା ରକ୍ତସ୍ରାବ ହେଉଥିଲା। ସେ ତା’ର ସମସ୍ତ ଅର୍ଥ ଔଷଧରେ ଖର୍ଚ୍ଚ କରି ସାରିଥିଲା। କିନ୍ତୁ କୌଣସି ଡାକ୍ତର ତାକୁ ଭଲ କରିଦେବା ପାଇଁ ସମର୍ଥ ହୋଇ ନ ଥିଲେ। 44 ସେହି ସ୍ତ୍ରୀ ଲୋକ ଯୀଶୁଙ୍କ ପଛପଟୁ ଆସି ତାହାଙ୍କ ଜାମାର ତଳକୁ ଛୁଇଁଦେଲା। ତ‌ତ୍‌କ୍ଷଣାତ୍ ତା’ର ରକ୍ତସ୍ରାବ ବନ୍ଦ ହୋଇଗଲା। 45 ସେତେବେଳେ ଯୀଶୁ ପଗ୍ଭରିଲେ, “ମୋତେ କିଏ ଛୁଇଁଲା?”

ସବୁ ଲୋକ କହିଲେ ଯେ, ସେମାନେ ତାହାଙ୍କୁ ଛୁଇଁ ନାହାନ୍ତି। ତା’ପରେ ପିତର କହିଲେ, “ଗୁରୁ, ସବୁ ଲୋକତ ଆପଣଙ୍କ ଗ୍ଭରିପଟେ ଘେରି ରହିଛନ୍ତି ଏବଂ ଆପଣଙ୍କ ଆଡ଼କୁ ଠେଲି ହୋଇ ଯାଉଛନ୍ତି।”

46 କିନ୍ତୁ ଯୀଶୁ କହିଲେ, “ଜଣେ କେହି ମୋତେ ଛୁଇଁଛି। କାରଣ ମୋ’ଠାରୁ ଶକ୍ତି ବାହାରି ଯାଇଥିବା ମୁଁ ଅନୁଭବ କରିଛି।” 47 ସ୍ତ୍ରୀ ଲୋକଟି ଦେଖିଲା ଯେ ସେ ଲୁଚି ରହି ପାରିବ ନାହିଁ, ତେଣୁ ସେ ଥରି ଥରି ଆଗକୁ ଆସିଲା। ସେ ଯୀଶୁଙ୍କ ଆଗରେ ମୁଣ୍ଡ ନୁଆଇଲା। ସେ ଯୀଶୁଙ୍କୁ କାହିଁକି ଛୁଇଁଦେଲା, ସେଇ କଥା ସବୁ ଲୋକମାନଙ୍କ ଆଗରେ କହିଲା। ସେ କହିଲା ଯେ, ଯେତେବେଳେ ସେ ଯୀଶୁଙ୍କୁ ଛୁଇଁଦେଲା, ତ‌ତ୍‌କ୍ଷଣାତ୍ ସେ ସୁସ୍ଥ ହୋଇଗଲା। 48 ଯୀଶୁ ସ୍ତ୍ରୀ ଲୋକଟିକୁ କହିଲେ, “ହେ ଝିଅ, ତୁମ୍ଭେ ବିଶ୍ୱାସ କଲ ସେଥିପାଇଁ ସୁସ୍ଥ ହୋଇଗଲ। ଏଥର ଶାନ୍ତିରେ ଯାଅ।”

49 ସେ ଠିକ୍ ଏହି କଥା କହୁଥିବା ସମୟରେ ସମାଜଗୃହର ନେତା ଯାଈରସଙ୍କ ଘରୁ ଜଣେ ଆସି କହିଲା, “ତୁମ୍ଭ ଝିଅ ମରିଗଲା। ଆଉ ଏବେ ଗୁରୁଙ୍କୁ କଷ୍ଟ ଦିଅ ନାହିଁ।”

50 ଯୀଶୁ ଏ କଥା ଶୁଣିଲେ। ସେ ଯାଈରସଙ୍କୁ କହିଲେ, “ଭୟ କର ନାହିଁ। ବିଶ୍ୱାସ ରଖ, ତୁମ୍ଭ ଝିଅ ସୁସ୍ଥ ହୋଇଯିବ।”

51 ଯୀଶୁ ଘରକୁ ଆସିଲେ। ସେ କେବଳ ପିତର, ଯୋହନ ଓ ଯାକୁବ ତଥା ଝିଅଟିର ବାପା-ମାଙ୍କୁ ତାହାଙ୍କ ସହିତ ଭିତରକୁ ଯିବାକୁ ଦେଲେ। 52 ସମସ୍ତେ ସେହି ଝିଅଟିର ମୃତ୍ୟୁ ପାଇଁ କାନ୍ଦୁଥିଲେ ଓ ଦୁଃଖ କରୁଥିଲେ। କିନ୍ତୁ ଯୀଶୁ କହିଲେ, “କାନ୍ଦ ନାହିଁ, ସେ ମରି ନାହିଁ, ସେ କେବଳ ଶୋଇଛି ମାତ୍ର।”

53 ଏହା ଶୁଣି ଲୋକେ ଯୀଶୁଙ୍କୁ ଉପହାସ କଲେ। କାରଣ ସେମାନେ ଜାଣିଥିଲେ ଯେ ଝିଅଟି ମରିଯାଇଛି। 54 କିନ୍ତୁ ଯୀଶୁ ଝିଅଟିର ହାତ ଧରି ତାକୁ ଡାକିଲେ, “ହେ ଝିଅ, ଉଠିପଡ଼।” 55 ସେହିକ୍ଷଣି ତା’ ଶରୀର ଭିତରକୁ ତା’ର ଆତ୍ମା ଫେରି ଆସିଲା ଓ ସେ ସଙ୍ଗେ ସଙ୍ଗେ ଠିଆ ହୋଇ ପଡ଼ିଲା। ଯୀଶୁ ଆଜ୍ଞା ଦେଲେ, “ତାକୁ କିଛି ଖାଇବାକୁ ଦିଅ।” 56 ତା’ ବାପାମା ବିସ୍ମିତ ହୋଇଗଲେ। ଯୀଶୁ ସେମାନଙ୍କୁ ଏ ଘଟଣା କାହାରି ଆଗରେ ନ କହିବାକୁ କହିଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center