New Testament in a Year
ଶିଷ୍ୟମାନଙ୍କ ସହିତ ଯୀଶୁ
8 ଏହା ପରେ ଯୀଶୁ ନଗର ନଗର, ଗାଁ ଗାଁ ବୁଲି ପରମେଶ୍ୱରଙ୍କ ରାଜ୍ୟର ସୁସମାଗ୍ଭର ଲୋକମାନଙ୍କୁ ଶୁଣାଇଲେ। ତାହାଙ୍କ ସହିତ ବାରଜଣ ପ୍ରେରିତ ମଧ୍ୟ ରହିଥିଲେ। 2 କେତେକ ସ୍ତ୍ରୀଲୋକ ମଧ୍ୟ ତାହାଙ୍କ ସାଙ୍ଗରେ ଥିଲେ। ସେମାନଙ୍କୁ ଯୀଶୁ ଦୁଷ୍ଟାତ୍ମା କବଳରୁ ତଥା ରୋଗରୁ ମୁକ୍ତ କରିଥିଲେ। ସେମାନଙ୍କ ମଧ୍ୟରୁ ଜଣକର ନାଁ ଥିଲା ମରିୟମ। ସେ ମଗ୍ଦଲା ସହରର ବାସିନ୍ଦା ଥିଲେ। ତା'ଠାରୁ ସାତୋଟି ଭୂତ ବାହାର କରା ଯାଇଥିଲା। 3 ହେରୋଦଙ୍କ ଗୁମାସ୍ତା ଖୂଜାଙ୍କ ସ୍ତ୍ରୀ ଯୋହାନା, ଶୋଶାନ୍ନା, ପୁଣି ଏହିଭଳି ଆହୁରି ଅନେକ ସ୍ତ୍ରୀ ଲୋକ ମଧ୍ୟ ଯାଉଥିଲେ। ସେହି ସ୍ତ୍ରୀ ଲୋକମାନେ ଯୀଶୁ ଓ ତାହାଙ୍କ ପ୍ରେରିତମାନଙ୍କୁ ସାହାଯ୍ୟ କରିବା ପାଇଁ ସେମାନଙ୍କ ନିଜ ଟଙ୍କା ଖର୍ଚ୍ଚ କରୁଥିଲେ।
ବିହନ ବୁଣା ଦୃଷ୍ଟାନ୍ତ
(ମାଥିଉ 13:1-17; ମାର୍କ 4:1-12)
4 ବହୁ ଲୋକ ଆସି ଜମା ହୋଇଗଲେ। ପ୍ରତ୍ୟେକ ନଗରରୁ ଲୋକେ ଯୀଶୁଙ୍କ ପାଖକୁ ଆସିଲେ। ଯୀଶୁ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ:
5 “ଜଣେ କୃଷକ ବୀଜ ବୁଣିବାକୁ ବାହାରିଲା। ସେ ବୀଜ ବୁଣିଲା ବେଳେ କିଛି ବୀଜ ରାସ୍ତା କଡ଼ରେ ଯାଇ ପଡ଼ିଲା। ଏହି ବୀଜଗୁଡ଼ିକ ଲୋକଙ୍କ ପାଦରେ ଚକଟି ହୋଇଗଲା ଓ ଚଢ଼େଇମାନେ ସେଗୁଡ଼ିକୁ ଖାଇଗଲେ। 6 କିଛି ବୀଜ ପଥର ଉପରେ ପଡ଼ିଲା ସେଥିରୁ ଗଜା ବାହାରିଲା କିନ୍ତୁ ଜଳ ଅଭାବରୁ ମରିଗଲା। 7 କିଛି ବୀଜ କଣ୍ଟା ବୁଦାରେ ପଡ଼ିଲା। ବୀଜ ଗଜାହୋଇ ଗଛ ବଢ଼ିଲା। କିନ୍ତୁ କଣ୍ଟା ବୁଦା ମଧ୍ୟ ତା’ ସହିତ ବଢ଼ିଲା ଓ ଶେଷରେ ତାକୁ ଗ୍ଭପି ପକାଇଲା। 8 ଅନ୍ୟ ବୀଜତକ ଭଲ ମାଟିରେ ପଡ଼ିଲା। ତାହା ଗଛ ହୋଇ ବଢ଼ିଲା। ଏଥିରୁ ଶହେ ଗୁଣ ଅଧିକ ଶସ୍ୟ ମିଳିଲା।”
ଏହି ଦୃଷ୍ଟାନ୍ତ କରିସାରି ଯୀଶୁ ବଡ଼ ପାଟିରେ କହିଲେ, “ତୁମ୍ଭମାନଙ୍କର ଯଦି କାନ ଅଛି, ତେବେ ଶୁଣ।”
9 ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ପଗ୍ଭରିଲେ, “ଏହି ଦୃଷ୍ଟାନ୍ତର ଅର୍ଥ କ’ଣ?”
10 ଯୀଶୁ କହିଲେ, “ପରମେଶ୍ୱରଙ୍କ ରାଜ୍ୟର ନିଗୁଢ଼ ବିଷୟ ଜାଣିବା ପାଇଁ ତୁମ୍ଭେ ବଛା ହୋଇଛ। କିନ୍ତୁ ଅନ୍ୟମାନଙ୍କୁ ଏହି ରହସ୍ୟ ବିଷୟରେ କହିବାକୁ ମୁଁ ଦୃଷ୍ଟାନ୍ତ ବ୍ୟବହାର କରୁଛି। ମୁଁ ଏହା କରୁଛି
‘ଯେପରି କି ସେମାନେ ଗ୍ଭହୁଁଥିଲେ ମଧ୍ୟ
ଦେଖି ପାରିବେନି,
ଏବଂ ଶୁଣୁଥିଲେ ମଧ୍ୟ
ବୁଝି ପାରିବେ ନାହିଁ।’(A)
ବିହନବୁଣା ଦୃଷ୍ଟାନ୍ତର ଅର୍ଥ
(ମାଥିଉ 13:18-23; ମାର୍କ 4:13-20)
11 “ଦୃଷ୍ଟାନ୍ତର ଏହା ହିଁ ଅର୍ଥ: “ବୀଜ ହେଉଛି ପରମେଶ୍ୱରଙ୍କ ଉପଦେଶ। 12 ଯେଉଁ ବୀଜ ରାସ୍ତା କଡ଼ରେ ପଡ଼ିଥିଲା, ତାହା ସେହି ଲୋକମାନଙ୍କ ଭଳି, ଯେଉଁମାନେ ପରମେଶ୍ୱରଙ୍କ ବାକ୍ୟ ଶୁଣନ୍ତି, କିନ୍ତୁ ତା'ପରେ ଶୟତାନ ଆସେ ତାହାଙ୍କ ହୃଦୟରୁ ଉପଦେଶ ବାହାର କରି ନେଇଯାଏ। ତେଣୁ ସେହି ଲୋକମାନେ ବିଶ୍ୱାସ କରି ନ ପାରି ଉଦ୍ଧାର ପାଆନ୍ତି ନାହିଁ। 13 ଯେଉଁ ବୀଜ ପଥର ଉପରେ ପଡ଼ିଥିଲା, ତାହା ସେହି ଲୋକମାନଙ୍କ ଭଳି, ଯେଉଁମାନେ ପରମେଶ୍ୱରଙ୍କ ଉପଦେଶ ଶୁଣନ୍ତି ଓ ଆନନ୍ଦରେ ତାହା ଗ୍ରହଣ କରନ୍ତି। କିନ୍ତୁ ତା'ର ଚେର ସେହି ଲୋକମାନଙ୍କ ହୃଦୟ ମଧ୍ୟରେ ଗଭୀରକୁ ପ୍ରବେଶ କରିପାରେ ନାହିଁ। ସେମାନେ କିଛି ସମୟ ପର୍ଯ୍ୟନ୍ତ ବିଶ୍ୱାସ କରନ୍ତି, କିନ୍ତୁ ପରୀକ୍ଷାର ସମୟ ଆସିଲେ ସେମାନେ ବିଶ୍ୱାସ କରିବା ବନ୍ଦ କରନ୍ତି। ସେମାନେ ବିଶ୍ୱାସ ହରେଇ ବସନ୍ତି ଓ ପରମେଶ୍ୱରଙ୍କଠାରୁ ଦୂରେଇ ଯାଆନ୍ତି।
14 “ଯେଉଁ ବୀଜ କଣ୍ଟା ବୁଦାରେ ପଡ଼ିଥିଲା, ତାହା ସେହି ଲୋକମାନଙ୍କ ଭଳି, ଯେଉଁମାନେ ପରମେଶ୍ୱରଙ୍କ ବାକ୍ୟ ଶୁଣନ୍ତି କିନ୍ତୁ ଚିନ୍ତା, ଧନ, ସମ୍ପତ୍ତି, ଜୀବନର ଭୋଗ ବିଳାସ ଆଦି ସେମାନଙ୍କୁ ବଢ଼ିବାରୁ ବାଧାଦିଏ। ତା’ ଫଳରେ ସେଥିରୁ ଭଲ ଫଳ ମିଳି ପାରେ ନାହିଁ। 15 ଏବଂ ଯେଉଁ ବୀଜ ଭଲ ମାଟିରେ ପଡ଼ିଥିଲା, ତାହା ସେହି ଲୋକମାନଙ୍କ ଭଳି, ଯେଉଁମାନେ ପରମେଶ୍ୱରଙ୍କ ଉପଦେଶ ସ୍ୱଚ୍ଛ ଓ ପବିତ୍ର ହୃଦୟରେ ଶୁଣନ୍ତି, ତାହା ହୃଦୟରେ ଗ୍ରହଣ କରନ୍ତି, କାର୍ଯ୍ୟରେ ପାଳନ କରନ୍ତି ଓ ଧୈର୍ଯ୍ୟ ପୂର୍ବକ ଉତ୍ତମ ଫଳ ଫଳନ୍ତି।
ନିଜର ବୁଝାମଣା ଶକ୍ତି ପ୍ରୟୋଗ କର
(ମାର୍କ 4:21-25)
16 “କେହି କେବେ ଦୀପଟିଏ ହାଣ୍ଡିତଳେ ଘୋଡ଼େଇ ରଖିବା ପାଇଁ ବା ଖଟ ତଳେ ଲୁଚେଇ ରଖିବା ପାଇଁ ଜଳେଇ ନ ଥାଏ। ବରଂ ସେ ଦୀପଟି ଗୋଟିଏ ଦୀପରୂଖା ଉପରେ ରଖେ। ତାହାହେଲେ ଯେଉଁମାନେ ଘର ଭିତରକୁ ଆସିବେ, ସେମାନେ ଦେଖି ପାରିବା ପାଇଁ ଯଥେଷ୍ଟ ଆଲୁଅ ପାଇବେ। 17 ପ୍ରତ୍ୟେକ ଗୁପ୍ତ ରହିଥିବା ବିଷୟ ଜ୍ଞାତ ହେବ ଓ ପ୍ରକାଶ୍ୟକୁ ଅଣାଯିବ। ଏପରି କୌଣସି ଗୁପ୍ତ ଜିନିଷ ନାହିଁ, ଯାହା ସ୍ପଷ୍ଟ କରାଯିବ ନାହିଁ, ଜ୍ଞାତ ହେବ ନାହିଁ ଓ ପ୍ରକାଶ୍ୟକୁ ଅଣା ଯିବ ନାହିଁ। 18 ତୁମ୍ଭେମାନେ କିପରି ଶୁଣୁଛ, ସେଥିପାଇଁ ସାବଧାନ ରୁହ। ଯାହାର କିଛି ବୁଝିବା ଶକ୍ତି ଥିବ, ସେ ଅଧିକ ଗ୍ରହଣ କରିବ ଏବଂ ଯାହାର ବୁଝିବା ଶକ୍ତି ନ ଥିବ, ତାହାର ଯେତିକି ବା ବୁଝିବା ଶକ୍ତି ଅଛି ବୋଲି ସେ ଭାବୁଥିବ, ସେତକ ମଧ୍ୟ ତା'ଠାରୁ ଛଡ଼ାଇ ନିଆଯିବ।”
ଯୀଶୁଙ୍କ ମା ଓ ଭାଇମାନେ
(ମାଥିଉ 12:46-50; ମାର୍କ 3:31-35)
19 ଯୀଶୁଙ୍କ ମା ଓ ଭାଇମାନେ ତାହାଙ୍କୁ ଦେଖିବାକୁ ଆସିଲେ। କିନ୍ତୁ ବହୁତ ଲୋକ ଗହଳି ହୋଇଥିବା ହେତୁ ସେମାନେ ତାହାଙ୍କ ପାଖକୁ ଯାଇ ପାରୁ ନ ଥିଲେ। 20 କେହି ଜଣେ ଯୀଶୁଙ୍କୁ କହିଲା, “ତୁମ୍ଭର ମା ଓ ଭାଇମାନେ ବାହାରେ ଠିଆ ହୋଇଛନ୍ତି। ସେମାନେ ତୁମ୍ଭକୁ ଦେଖିବାକୁ ଗ୍ଭହୁଁଛନ୍ତି।”
21 କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୋର ମା ଓ ଭାଇମାନେ ହେଉଛନ୍ତି ସେହିମାନେ, ଯେଉଁମାନେ ପରମେଶ୍ୱରଙ୍କ ଉପଦେଶ ଶୁଣନ୍ତି ଓ ତାହା ପାଳନ କରନ୍ତି।”
ଶିଷ୍ୟମାନେ ଯୀଶୁଙ୍କ ଶକ୍ତି ଦେଖିଲେ
(ମାଥିଉ 8:23-27; ମାର୍କ 4:35-41)
22 ଦିନେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଗୋଟିଏ ଡଙ୍ଗାରେ ଚଢ଼ିଲେ। ଯୀଶୁ ସେମାନଙ୍କୁ କହିଲେ, “ଆସ, ଆମ୍ଭେମାନେ ହ୍ରଦ ଆରପାରିକି ଯିବା।” ଶିଷ୍ୟମାନେ ଡଙ୍ଗା ଖୋଲିଦେଲେ। 23 ସେମାନେ ଡଙ୍ଗା ବାହି ନେଉଥିବା ସମୟରେ ଯୀଶୁ ଶୋଇ ପଡ଼ିଲେ। ହ୍ରଦରେ ଝଡ଼ତୋଫାନ ମାଡ଼ି ଆସିଲା। ଡଙ୍ଗାରେ ପାଣି ପଶିବାକୁ ଲାଗିଲା। ସେମାନେ ବିପଦରେ ପଡ଼ିଗଲେ। 24 ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସିଲେ ଓ ତାହାଙ୍କୁ ଉଠେଇ କହିବାକୁ ଲାଗିଲେ, “ଗୁରୁ, ହେ ଗୁରୁ, ଆମ୍ଭେ ବୁଡ଼ିଯିବା।”
ଯୀଶୁ ଠିଆ ହେଲେ। ସେ ତୋଫାନ ଓ ଢେଉକୁ ଆଜ୍ଞା ଦେଲେ। ପବନ ବନ୍ଦ ହୋଇଗଲା। ହ୍ରଦ ଶାନ୍ତ ହୋଇଗଲା। 25 ଯୀଶୁ ଶିଷ୍ୟମାନଙ୍କୁ ପଗ୍ଭରିଲେ, “ତୁମ୍ଭମାନଙ୍କର ବିଶ୍ୱାସ କେଉଁଆଡ଼େ ଗଲା?”
କିନ୍ତୁ ସେମାନେ ଡରିଯାଇଥିଲେ ଓ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ସେମାନେ କଥାବାର୍ତ୍ତା ହେଲେ, “ଏ ତେବେ କିଏ? ସେ ପବନ ଓ ପାଣିକୁ ମଧ୍ୟ ଆଜ୍ଞା ଦେଉଛନ୍ତି ଓ ସେମାନେ ତାହାଙ୍କ କଥା ମାନୁଛନ୍ତି!”
2010 by World Bible Translation Center