Print Page Options
Previous Prev Day Next DayNext

New Testament in a Year

Read the New Testament from start to finish, from Matthew to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଯୋହନ ଲିଖିତ ସୁସମାଗ୍ଭର 1:29-51

ଯୀଶୁ, ପରମେଶ୍ୱରଙ୍କ ମେଷଶାବକ

29 ତହିଁ ଆରଦିନ ଯୋହନ ଯୀଶୁଙ୍କୁ ତାହାଙ୍କ ପାଖକୁ ଆସୁଥିବା ଦେଖି କହିଲେ, “ଏହି ଦେଖ, ପରମେଶ୍ୱରଙ୍କର ମେଷଶାବକ। ଯେ ଜଗତର ପାପ ବହିନେଇଯାଆନ୍ତି। 30 ମୁଁ ଆଗରୁ ଏହି ବ୍ୟକ୍ତିଙ୍କ ବିଷୟରେ କହିଥିଲି। ମୁଁ କହିଥିଲି, ‘ମୋ’ ପରେ ଜଣେ ବ୍ୟକ୍ତି ଆସୁଛନ୍ତି, ସେ ମୋ'ଠାରୁ ଶ୍ରେଷ୍ଠ। କାରଣ ମୁଁ ଜନ୍ମ ହେବା ପୂର୍ବରୁ ସେ ବାସ କରୁଥିଲେ।’ 31 ମୁଁ ନିଜେ ମଧ୍ୟ ତାହାଙ୍କୁ ଜାଣି ନ ଥିଲି। କିନ୍ତୁ ଇସ୍ରାଏଲ ଲୋକମାନେ ଯେପରି ଜାଣି ପାରିବ ଯେ ଯୀଶୁ ହିଁ ଖ୍ରୀଷ୍ଟ[a] ଅଟନ୍ତି। ଏଥିନିମନ୍ତେ ମୁଁ ଲୋକମାନଙ୍କୁ ଜଳରେ ବାପ୍ତିଜିତ କରିବା ପାଇଁ ଆସିଅଛି।”

32-33 ତା'ପରେ ଯୋହନ ସାକ୍ଷ୍ୟ ଦେଇ କହିଲେ, “ଖ୍ରୀଷ୍ଟ କିଏ ବୋଲି ମୁଁ ମଧ୍ୟ ଜାଣି ନ ଥିଲି। କିନ୍ତୁ ପରମେଶ୍ୱର ମୋତେ ଲୋକମାନଙ୍କୁ ଜଳରେ ବାପ୍ତିଜିତ ଦେବା ପାଇଁ ପଠାଇଲେ। ଏବଂ ପରମେଶ୍ୱର ମୋତେ କହିଥିଲେ, ‘ତୁମ୍ଭେ ପବିତ୍ରଆତ୍ମାଙ୍କୁ ଅବତରଣ କରିବା ଓ ଜଣେ ବ୍ୟକ୍ତିଙ୍କ ଉପରେ ସ୍ଥିର ହୋଇ ରହିବା ଦେଖିବ, ସେ ସେହି ବ୍ୟକ୍ତି ଯିଏ ଲୋକମାନଙ୍କୁ ପବିତ୍ରଆତ୍ମାଙ୍କ ଦ୍ୱାରା ବାପ୍ତିଜିତ ଦେବେ।’” ଯୋହନ କହିଲେ, “ଏସବୁ ଘଟିବାର ମୁଁ ଦେଖିଛି। ସ୍ୱର୍ଗରୁ ଆତ୍ମା ଅବତରଣ କରିବାର ମୁଁ ଦେଖିଲି। ସେହି ଆତ୍ମା ଗୋଟିଏ କପୋତ ପରି ଦେଖା ଯାଉଥିଲେ ଓ ଯୀଶୁଙ୍କ ଉପରେ ବସି ରହିଥିବାର ମୁଁ ଦେଖିଲି। 34 ତେଣୁ ମୁଁ ଲୋକମାନଙ୍କୁ ଏହା କହେ: ‘ସେ (ଯୀଶୁ) ପରମେଶ୍ୱରଙ୍କର ପୁତ୍ର।’”

ଯୀଶୁଙ୍କର ପ୍ରଥମ ଶିଷ୍ୟମାନେ

35 ତହିଁ ଆରଦିନ ଯୋହନ ପୁଣି ସେଠାରେ ଥିଲେ, ଆଉ ତାହାଙ୍କ ସହିତ ତାହାଙ୍କର ଦୁଇଜଣ ଶିଷ୍ୟ ଥିଲେ। 36 ସେତେବେଳେ ଯୋହନ ଯୀଶୁଙ୍କୁ ସେହି ବାଟ ଦେଇ ଯାଉଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ଏହି ଦେଖ, ପରମେଶ୍ୱରଙ୍କର ମେଷଶାବକ।”

37 ସେହି ଦୁଇଜଣ ଶିଷ୍ୟ ଯୋହନଙ୍କ ଏହି କଥା ଶୁଣିଲେ, ତେଣୁ ସେମାନେ ଯୀଶୁଙ୍କ ପଛେ ପଛେ ଗଲେ। 38 ଯୀଶୁ ବୁଲି ପଡ଼ି ଦେଖିଲେ ଯେ, ସେହି ଦୁଇଜଣ ବ୍ୟକ୍ତି ତାହାଙ୍କ ପଛେ ପଛେ ଆସୁଅଛନ୍ତି। ତେଣୁ ସେ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ କ'ଣ ଗ୍ଭହଁ?”

ସେମାନେ ଉତ୍ତର ଦେଲେ, “ରା‌ବ୍‌ବୀ (“ରା‌ବ୍‌ବୀ” ଅର୍ଥାତ୍ “ଗୁରୁ”), ଆପଣ କେଉଁଠାରେ ରହୁଛନ୍ତି?”

39 ଯୀଶୁ ସେମାନଙ୍କୁ କହିଲେ, “ମୋ’ ସହିତ ଆସ, ଆଉ ତୁମ୍ଭେମାନେ ଦେଖିବ।” ତେଣୁ ସେହି ଦୁଇଜଣ ଯୀଶୁଙ୍କ ସହିତ ଗଲେ ଏବଂ ସେମାନେ ତାହାଙ୍କର ରହିବା ସ୍ଥାନ ଦେଖିଲେ। ସେ ଦିନ ସେମାନେ ଯୀଶୁଙ୍କ ସିହତ ରହିଲେ। ସେତେବେଳେ ସମୟ ପ୍ରାୟ ଗ୍ଭରିଘଣ୍ଟା[b] ହୋଇଥିଲା।

40 ଏହି ଦୁଇ ଜଣ ଲୋକ ଯୋହନଙ୍କଠାରୁ ଯୀଶୁଙ୍କ ବିଷୟରେ ଶୁଣି ତାହାଙ୍କର ପଛେ ପଛେ ଯାଇଥିଲେ, ସେ ଦୁଇ ଜଣଙ୍କ ମଧ୍ୟରୁ ଜଣେ ଥିଲେ ଆନ୍ଦ୍ରିୟ। ଆନ୍ଦ୍ରିୟ ଶିମୋନ ପିତରଙ୍କର ଭାଇ ଥିଲେ। 41 ଆନ୍ଦ୍ରିୟ ପ୍ରଥମେ ତାହାଙ୍କ ଭାଇ ଶିମୋନଙ୍କ ପାଖକୁ ଗଲେ। ସେ ଶିମୋନଙ୍କୁ କହିଲେ, “ଆମ୍ଭେ ମଶୀହଙ୍କୁ ଭେଟିଛୁ।” (“ମଶୀହ” ଅର୍ଥାତ୍ “ଖ୍ରୀଷ୍ଟ।”)

42 ତା'ପରେ ଆନ୍ଦ୍ରିୟ ଶିମୋନଙ୍କୁ ଯୀଶୁଙ୍କ ପାଖକୁ ଆଣିଲେ। ଯୀଶୁ ତାହାଙ୍କୁ ଏକଦୃଷ୍ଟିରେ ଗ୍ଭହିଁ କହିଲେ, “ତୁମ୍ଭେ ଯୋହନଙ୍କ ପୁତ୍ର ଶିମୋନ। ତୁମ୍ଭେ କେଫା ନାମରେ ଡକା ଯିବ।” (“କେଫା” ଅର୍ଥାତ୍ “ପିତର”)

43 ତା'ପରଦିନ ଯୀଶୁ ଗାଲିଲୀକୁ ଯିବା ପାଇଁ ସ୍ଥିର କଲେ। ସେ ଫିଲିପ୍ପଙ୍କୁ ଦେଖି କହିଲେ, “ମୋର ଅନୁଗମନ କର।” 44 ଫିଲି‌ପ୍‌ପ ମଧ୍ୟ ଆନ୍ଦ୍ରିୟ ଓ ପିତରଙ୍କ ପରି ବେ‌‌ଥ୍‌‌ସାଇଦା ସହରର ଲୋକ ଥିଲେ। 45 ଫିଲିପ୍ପ ନିଥନିୟେଲଙ୍କର ଦେଖା ପାଇ ତାଙ୍କୁ କହିଲେ, “ମୋଶା ବ୍ୟବସ୍ଥାରେ ଯାହାଙ୍କ ବିଷୟରେ ଲେଖିଥିଲେ ଏବଂ ଭବିଷ୍ୟ‌‌‌ଦ୍‌‌‌ବକ୍ତାମାନେ ମଧ୍ୟ ଯାହାଙ୍କ ବିଷୟରେ ଲେଖିଥିଲେ। ଆମ୍ଭେମାନେ ତାହାଙ୍କର ଦେଖା ପାଇଅଛୁ। ତାହାଙ୍କ ନାମ ଯୀଶୁ, ସେ ଯୋଷେଫଙ୍କର ପୁତ୍ର। ସେ ନାଜରିତରୁ ଆସିଛନ୍ତି।”

46 ନିଥନିୟେଲ ଫିଲିପ୍ପଙ୍କୁ ପଚାରିଲେ, “ନାଜରିତ! ନାଜରିତରୁ କ'ଣ କୌଣସି ଉତ୍ତମ ବସ୍ତୁ ଉତ୍ପନ୍ନ ହୋଇପାରେ?”

ଫିଲିପ୍ପ ଉତ୍ତର ଦେଲେ, “ତୁମ୍ଭେ ଆସି ଦେଖ।”

47 ଯୀଶୁ ନିଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାଙ୍କ ବିଷୟରେ କହିଲେ, ଏହି ଦେଖ, ଏ ଜଣେ ପ୍ରକୃତ ଇସ୍ରାଏଲୀୟ ଲୋକ, ତାହାଙ୍କଠାରେ କୌଣସି ଅସାଧୁତା ନାହିଁ।”

48 ନିଥନିୟେଲ ଯୀଶୁଙ୍କୁ ପଗ୍ଭରିଲେ, “ଆପଣ ମୋତେ କିପରି ଜାଣିଲେ?”

ଯୀଶୁ ଉତ୍ତର ଦେଲେ, “ଫିଲିପ୍ପ ତୁମ୍ଭକୁ ମୋ’ ବିଷୟରେ କହିବା ପୂର୍ବେ ତୁମ୍ଭେ ଯେତେବେଳେ ଡିମିରି ଗଛ ତଳେ ଥିଲ, ସେତେବେଳେ ମୁଁ ତୁମ୍ଭକୁ ଦେଖିଥିଲି।”

49 ତା'ପରେ ନିଥନିୟେଲ ଯୀଶୁଙ୍କୁ କହିଲେ, “ହେ ଗୁରୁ, ଆପଣ ପରମେଶ୍ୱରଙ୍କ ପୁତ୍ର। ଆପଣ ଇସ୍ରାଏଲର ରାଜା।”

50 ଯୀଶୁ ନିଥନିୟେଲଙ୍କୁ କହିଲେ, “ମୁଁ ତୁମ୍ଭକୁ କହିଲି ଯେ, ମୁଁ ତୁମ୍ଭକୁ ଡିମିରି ଗଛ ତଳେ ଦେଖିଥିଲି। ସେଥିପାଇଁ ତୁମ୍ଭେ ମୋତେ ବିଶ୍ୱାସ କରୁଛ। କିନ୍ତୁ ତୁମ୍ଭେ ତା'ଠାରୁ ଆହୁରି ଶ୍ରେଷ୍ଠତର ବିଷୟମାନ ଦେଖିବ।” 51 ଯୀଶୁ ପୁଣି କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ତୁମ୍ଭେମାନେ ସ୍ୱର୍ଗ ଖୋଲି ଯିବାର ଦେଖିବ। ତୁମ୍ଭେମାନେ ପରମେଶ୍ୱରଙ୍କ ‘ଦୂତମାନଙ୍କୁ[c] ମନୁଷ୍ୟପୁତ୍ରଙ୍କ[d] ନିକଟକୁ ଆରୋହଣ ଓ ଅବତରଣ’ କରୁଥିବାର ଦେଖିବ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center