Print Page Options
Previous Prev Day Next DayNext

New Testament in a Year

Read the New Testament from start to finish, from Matthew to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 15:1-21

ଯିରୁଶାଲମରେ ସଭା

15 କେତେକ ଲୋକ ଯିହୂଦାରୁ ଆନ୍ତିୟଖିଆକୁ ଆସିଲେ। ସେମାନେ ଭାଇମାନଙ୍କୁ ଏହି ଶିକ୍ଷା ଦେଲେ, “ତୁମ୍ଭେମାନେ ଯଦି ମୋଶାଙ୍କର ବ୍ୟବସ୍ଥା ଅନୁସାରେ ସୁନ୍ନତ ନ ହୁଅ, ତେବେ ତୁମ୍ଭେମାନେ ପରିତ୍ରାଣ ପାଇ ପାରିବ ନାହିଁ।” ପାଉଲ ଓ ବର୍ଣ୍ଣ‌ବ୍‌‌ବା ସେମାନଙ୍କ ସହିତ ରାଜି ନହୋଇ ବହୁତ ଯୁକ୍ତି କଲେ। ଏହି ପ୍ରଶ୍ନ ଉପରେ ବିଗ୍ଭର ଆଲୋଚନା ଲାଗି ପାଉଲ, ବର୍ଣ୍ଣ‌ବ୍‌‌ବା ଓ ଅନ୍ୟ କେତେକଙ୍କୁ ଯିରୁଶାଲମରେ ପ୍ରେରିତ ଓ ପ୍ରାଚୀନମାନଙ୍କ ପାଖକୁ ଯିବା ପାଇଁ ନିଯୁକ୍ତି ଦିଆଗଲା।

ଖ୍ରୀଷ୍ଟିୟ ମଣ୍ଡଳୀ ଦ୍ୱାରା ସେମାନଙ୍କୁ ପଠାଗଲା। ସେମାନେ ଫୈନୀକିଆ ଓ ଶମିରୋଣ ଦେଇ ଗଲେ। ଅନ୍ୟ ଜାତୀୟ ଲୋକମାନେ କିପରି ପରମେଶ୍ୱରଙ୍କ ପ୍ରତି ମନ ଫେରାଇଛନ୍ତି, ଏହା ସେମାନେ ସେଠାରେ କହିଲେ। ଏହା ଶୁଣି ଭାଇମାନେ ବହୁତ ଖୁସୀ ହେଲେ। ପାଉଲ, ବର୍ଣ୍ଣ‌ବ୍‌‌ବା ଓ ଅନ୍ୟମାନେ ଯିରୁଶାଲମରେ ପହଞ୍ଚିଲେ। ପ୍ରେରିତ, ପ୍ରାଚୀନ ଓ ଅନ୍ୟ ବିଶ୍ୱାସୀମାନେ ସେଠାରେ ସେମାନଙ୍କୁ ସ୍ୱାଗତ କଲେ। ପରମେଶ୍ୱର ସେମାନଙ୍କ ସହିତ ଯାହାସବୁ କରିଥିଲେ, ସେ ସବୁକଥା ସେମାନେ କହିଲେ। କିନ୍ତୁ ଫାରୂଶୀମାନଙ୍କ ଦଳର କେତେକ ବିଶ୍ୱାସୀ ଲୋକ ଠିଆ ହୋଇ କହିଲେ, “ଅନ୍ୟ ଜାତୀୟମାନଙ୍କୁ ନିଶ୍ଚିତରୂପେ ସୁନ୍ନତ ହେବାକୁ ପଡ଼ିବ ଓ ମୋଶାଙ୍କ ବ୍ୟବସ୍ଥା ମାନିବାକୁ ପଡ଼ିବ।”

ପ୍ରେରିତ ଓ ପ୍ରାଚୀନମାନେ ଏ ସମସ୍ୟା ଉପରେ ବିଗ୍ଭର କରିବା ପାଇଁ ଏକତ୍ରିତ ହେଲେ। ବହୁତ ବାଦବିବାଦ ପରେ ପିତର ଠିଆ ହେଲେ ଓ ସେମାନଙ୍କୁ କହିଲେ, “ଭାଇମାନେ, ତୁମ୍ଭେମାନେ ଜାଣ ଯେ, ଅନ୍ୟଜାତୀୟମାନେ ଯେପରି ସୁସମାଗ୍ଭର ବାର୍ତ୍ତା ଶୁଣିପାରନ୍ତି ଓ ତାହା ଶୁଣି ବିଶ୍ୱାସ କରି ପାରନ୍ତି, ଏଥିନିମନ୍ତେ ପରମେଶ୍ୱର ବହୁ ପୂର୍ବରୁ ତୁମ୍ଭମାନଙ୍କ ମଧ୍ୟରୁ ମୋତେ ବାଛିଥିଲେ। ପରମେଶ୍ୱର ସମସ୍ତଙ୍କ ଅନ୍ତରର ଭାବନା ଜାଣନ୍ତି। ସେ ସେହି ଅନ୍ୟ ଜାତୀୟମାନଙ୍କୁ ଗ୍ରହଣ କଲେ। ପରମେଶ୍ୱର ଆମ୍ଭକୁ ଯେପରି ପବିତ୍ରଆତ୍ମାଙ୍କୁ ଦାନ କରିଥିଲେ, ସେହିପରି ସେମାନଙ୍କୁ ମଧ୍ୟ ପବିତ୍ରଆତ୍ମା ଦାନ କରିଅଛନ୍ତି। ଏହା ଦ୍ୱାରା ପରମେଶ୍ୱର ଆମ୍ଭମାନଙ୍କର ଓ ସେମାନଙ୍କ ମଧ୍ୟରେ କୌଣସି ତଫାତ୍ ରଖିଲେ ନାହିଁ। ସେ ସେମାନଙ୍କର ବିଶ୍ୱାସ ଦ୍ୱାରା ସେମାନଙ୍କର ହୃଦୟକୁ ପବିତ୍ର କରିଲେ। 10 ତେଣୁ, ତୁମ୍ଭେମାନେ କାହିଁକି ଶିଷ୍ୟମାନଙ୍କ କାନ୍ଧରେ ଯୁଆଳି ରଖି ପରମେଶ୍ୱରଙ୍କୁ ପରୀକ୍ଷା କରୁଛ? ଆମ୍ଭେମାନେ କିମ୍ବା ଆମ୍ଭର ପୂର୍ବପୁରୁଷମାନେ ତ ଏହି ଯୁଆଳି ଭାର ସହି ପାରିଲେ ନାହିଁ। 11 ଆମ୍ଭର ବିଶ୍ୱାସ ଯେ ଆମ୍ଭେ ଓ ଏ ଲୋକମାନେ ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ଦ୍ୱାରା ରକ୍ଷା ପାଇଛୁ।”

12 ତା’ପରେ ସମସ୍ତେ ନୀରବ ହୋଇଗଲେ। ସେମାନେ ବର୍ଣ୍ଣ‌ବ୍‌‌ବା ଓ ପାଉଲଙ୍କ କଥା ଶୁଣିଲେ। ପରମେଶ୍ୱର ଅନ୍ୟ ଜାତୀୟମାନଙ୍କ ମଧ୍ୟରେ ସେମାନଙ୍କ ଜରିଆରେ, ଯେଉଁସବୁ ଆଶ୍ଚର୍ଯ୍ୟକର୍ମ ଓ ଚିହ୍ନମାନ କରିଥିଲେ, ସେ ସବୁ ପାଉଲ ଓ ବର୍ଣ୍ଣ‌ବ୍‌‌ବା ବର୍ଣ୍ଣନା କଲେ। 13 ସେମାନେ କହିବାପରେ ଯାକୁବ ଉତ୍ତର ଦେଲେ, “ଭାଇମାନେ, ମୋ’ କଥା ଶୁଣ। 14 ପରମେଶ୍ୱର କିପରି ପ୍ରଥମ ଥର ଅନ୍ୟ ଜାତୀୟ ଲୋକମାନଙ୍କ ପାଇଁ ନିଜର ପ୍ରେମ ଦେଖାଇଲେ ଓ ସେମାନଙ୍କୁ ଗ୍ରହଣ କରି ତାହାଙ୍କର ଲୋକରେ ପରିଣତ କଲେ, ତାହା ଶିମୋନ ବର୍ଣ୍ଣନା କରିଅଛନ୍ତି। 15 ଏହା ଭାବବାଦୀମାନେ ମଧ୍ୟ ଏହିକଥା କହିଅଛନ୍ତି। ଏହା ଏହିପରି ଲେଖାଯାଇଛି:

16 ‘ଏହା ପରେ ମୁଁ ପୁନର୍ବାର ଫେରି ଆସିବି
    ଏବଂ ଦାଉଦର ଭଗ୍ନଗୃହ ପୁଣି ନିର୍ମାଣ କରିବି।
ମୁଁ ଏହାର ନଷ୍ଟ ହୋଇଯାଇଥିବା ଅଂଶ
    ପୁଣି ଥରେ ନିର୍ମାଣ କରି ଠିକ୍ କରିଦେବି।
17 ପ୍ରଭୁ ଏହି କଥା କହନ୍ତି,
    ଅବଶିଷ୍ଟ ମାନବଜାତି ଓ ଅନ୍ୟ ଜାତୀୟ ଲୋକମାନେ,
ଯେଉଁମାନେ ମୋ’ ନାମରେ ପରିଚିତ ହୁଅନ୍ତି,
    ସେମାନେ ମୋତେ ଖୋଜିବେ।
ଯେଉଁ ପ୍ରଭୁ ଏହି ସମସ୍ତ ଘଟଣା ଘଟାନ୍ତି,
    ସେ ସ୍ୱୟଂ ଏହା କହିଅଛନ୍ତି।

18 ଏହା ଯୁଗ ଆରମ୍ଭରୁ ଜଣାଅଛି।’ (A)

19 “ସେଥିପାଇଁ ମୁଁ ଭାବୁଛି, ପରମେଶ୍ୱରଙ୍କ ପ୍ରତି ଫେରୁଥିବା ଅନ୍ୟ ଜାତୀୟ ଲୋକମାନଙ୍କୁ କଷ୍ଟ ଦେବା ଆମ୍ଭମାନଙ୍କ ପକ୍ଷରେ ଉଚିତ୍ ନୁହେଁ। 20 ଏହା ବଦଳରେ ଆମ୍ଭେ ସେମାନଙ୍କୁ ଲେଖିବା ଉଚିତ୍ ଯେ:

ତୁମ୍ଭେମାନେ ମୂର୍ତ୍ତିମାନଙ୍କୁ ଦିଆଯାଉଥିବା ଅପବିତ୍ର ଖାଦ୍ୟ ଖାଅ ନାହିଁ।

ଯୌନ ପାପ କର ନାହିଁ।

ରକ୍ତ ଖାଅ ନାହିଁ। ତଣ୍ଟି ଚିପି ମରାଯାଇଥିବା କୌଣସି ପଶୁର ମାଂସ ଖାଅ ନାହିଁ।

21 ସେମାନେ ଏସବୁ କରିବା ଉଚିତ୍ ନୁହେଁ, କାରଣ ଆରମ୍ଭରୁ ମୋଶାଙ୍କ ବ୍ୟବସ୍ଥା ପାଠ କରୁଥିବା ଲୋକେ ପ୍ରତି ନଗରରେ ଏବେ ମଧ୍ୟ ଅଛନ୍ତି ଏବଂ ତାହାଙ୍କର ବ୍ୟବସ୍ଥା ସମାଜଗୃହମାନଙ୍କରେ ପ୍ରତି ବିଶ୍ରାମବାରରେ ପାଠ କରାଯାଏ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center