Print Page Options
Previous Prev Day Next DayNext

New Testament in a Year

Read the New Testament from start to finish, from Matthew to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ରୋମୀୟଙ୍କ ପ୍ରତି ପତ୍ର 9:16-33

16 ଅତଏବ, ପରମେଶ୍ୱରଙ୍କ ଦୟା ଉପରେ ଏହା ନିର୍ଭର କରେ, ଜଣେ ଲୋକର ଇଚ୍ଛା ବା ଚେଷ୍ଟା ଉପରେ ନୁହେଁ । 17 ଧର୍ମଶାସ୍ତ୍ରରେ ଯେପରି ପରମେଶ୍ୱର ଫାରୋକୁ [a] କହନ୍ତି: “ତୁମ୍ଭକୁ ଆମ୍ଭେ ଏହି ଏକ ମାତ୍ର ଉଦ୍ଧେଶ୍ୟ ପାଇଁ ତୁମ୍ଭକୁ ରାଜା କରିଛୁ, ଯଦ୍ଦ୍ୱାରା ତୁମ୍ଭ ମାଧ୍ୟମରେ ଆମ୍ଭେ ଆପଣା ଶକ୍ତି ଦେଖାଇ ପାରିବା ଓ ଅତଏବ ଆମ୍ଭ ନାମ ସମଗ୍ର ବିଶ୍ୱରେ ଘୋଷିତ ହେଉ ବୋଲି ଆମ୍ଭ ଇଚ୍ଛା।” [b] 18 ଅତଏବ ଯେଉଁମାନଙ୍କୁ ପରମେଶ୍ୱର ଦୟା ଦେଖାଇବାକୁ ଗ୍ଭହାନ୍ତି ସେମାନଙ୍କୁ ସେ ଦୟା ଦେଖାନ୍ତି ଓ ଯେଉଁମାନଙ୍କୁ ସେ କଠୋର କରିବାକୁ ଗ୍ଭହାନ୍ତି, ସେମାନଙ୍କୁ ସେ କଠୋର କରନ୍ତି।

19 ତା’ହେଲେ ତୁମ୍ଭେ ମୋତେ ପ୍ରଶ୍ନ କରି ପାର ଯେ “ସେ ଆମ୍ଭର ଦୋଷ କାହିଁକି ଧରନ୍ତି?” 20 ତୁମ୍ଭେ କେବଳ ଜଣେ ମଣିଷ। ପରମେଶ୍ୱରଙ୍କୁ ଓଲଟି ପ୍ରଶ୍ନ ପଗ୍ଭରିବାର ଅଧିକାର ତୁମ୍ଭର ନାହିଁ। ମାଟି କଳସୀଟି କୁମ୍ଭାରକୁ ପ୍ରଶ୍ନ କରେ ନାହିଁ ଯେ “ତୁମ୍ଭେ ମୋତେ ଏପରି ଭାବେ କାହିଁକି ଗଢ଼ିଲ?” 21 କୁମ୍ଭାରର ଅଧିକାର ରହିଛି ଯେ ସେ ମାଟି ପିଣ୍ତୁଳାଟି ନେଇ ବିଶେଷ ପ୍ରୟୋଜନ ନିମନ୍ତେ ଗୋଟିଏ ଓ ସାଧାରଣ ପ୍ରୟୋଜନ ନିମନ୍ତେ ଅନ୍ୟ ପାତ୍ରଟିଏ ତିଆରି କରିବ।

22 ଠିକ୍ ସେହିଭଳି ପରମେଶ୍ୱର ମଧ୍ୟ ନିଜର କ୍ରୋଧ ଓ ଶକ୍ତି ପ୍ରଦର୍ଶନ କରିବା ପାଇଁ ଗ୍ଭହିଁଥିଲେ। ସେ ଖୁବ୍ ଧୈର୍ଯ୍ୟର ସହିତ ତାହାଙ୍କ କ୍ରୋଧ ଓ ବିନାଶ ପାତ୍ରମାନଙ୍କୁ ସହି ନେଇଥିଲେ। 23 ପରମେଶ୍ୱର ତାହାଙ୍କର ଦୟାପାତ୍ର ମାନଙ୍କୁ ନିଜ ମହିମାର ଧନ ଦେଖାଇବା ଲାଗି ଧୈର୍ଯ୍ୟପୂର୍ବକ ଅପେକ୍ଷା କରିଥିଲେ। 24 ସେମାନଙ୍କୁ ତାହାଙ୍କ ମହିମା ଦେବା ପାଇଁ ପ୍ରସ୍ତୁତ କଲେ। 25 ଆମ୍ଭେମାନେ ସେହି ଲୋକ। ପରମେଶ୍ୱର କେବଳ ଯିହୂଦୀମାନଙ୍କ ଭିତରୁ ନୁହେଁ, କିନ୍ତୁ ଅଣଯିହୂଦୀମାନଙ୍କ ଭିତରୁ ମଧ୍ୟ ଆମ୍ଭ ମାନଙ୍କୁ ଡାକିଲେ। ହୋଶେୟ ପୁସ୍ତକରେ ଏହିପରି ଲେଖା ଅଛି:

“ଯେଉଁ ଲୋକମାନେ ଆମ୍ଭର ନ ଥିଲେ
    ସେମାନେ ଆମ୍ଭର ଲୋକ ବୋଲି ଆମ୍ଭେ ଡାକିବା
ଓ ଯେଉଁମାନଙ୍କୁ ଆମ୍ଭେ ପ୍ରେମ କରୁ ନ ଥିଲୁ,
    ସେହି ଲୋକମାନଙ୍କୁ ଆମ୍ଭେ ପ୍ରିୟ ବୋଲି ଡାକିବା।” (A)

26 ଏବଂ

“ଯେଉଁ ସ୍ଥାନରେ ପରମେଶ୍ୱର କହିଥିଲେ,
    ‘ତୁମ୍ଭେମାନେ ଆମ୍ଭ ଲୋକ ନୁହଁ’-
    ସେହି ସ୍ଥାନରେ ସେମାନେ ଜୀବିତ ପରମେଶ୍ୱରଙ୍କ ସନ୍ତାନ ବୋଲାଇବେ।” (B)

27 ଏବଂ ଇସ୍ରାଏଲ ବିଷୟରେ ଯିଶାଇୟ ଘୋଷଣା କରି କୁହନ୍ତି:

“ସମୁଦ୍ରର ବାଲିକଣିକା ପରି
    ଇସ୍ରାଏଲର ଲୋକମାନଙ୍କ ସଂଖ୍ୟା ଅସଂଖ୍ୟ।
କିନ୍ତୁ ସେମାନଙ୍କ ଭିତରୁ ଖୁବ୍ ଅଳ୍ପ ଲୋକ ରକ୍ଷା ପାଇ ପାରିବେ।
28     କାରଣ ପ୍ରଭୁ ନିଜ ନ୍ୟାୟ ବଳରେ ବିଗ୍ଭର କରି ପୃଥିବୀର ଲୋକଙ୍କୁ ଶୀଘ୍ର ସମାପ୍ତ କରିଦେବେ।” [c]

29 ଯିଶାଇୟ ଆହୁରି ମଧ୍ୟ କହିଥିଲେ:

“ପ୍ରଭୁ ସର୍ବଶକ୍ତିମାନ।
    ସେ ତାହାଙ୍କ ଲୋକମାନଙ୍କ ଭିତରୁ କେତେକଙ୍କୁ ଆମ୍ଭ ପାଇଁ ବଞ୍ଚାଇ ରଖିଲେ।
ସେ ଏପରି କରି ନ ଥିଲେ
    ଆମ୍ଭ ଅବସ୍ଥା ଏବେ ସଦୋମ ଓ ଗମୋରା [d] ଭଳି ହୋଇ ଯାଇ ଥା’ନ୍ତା”(C)

30 ତା’ହେଲେ ଏସବୁର ଅର୍ଥ କ’ଣ? ଏହାର ଅର୍ଥ ଯେ, ଅଣଯିହୂଦୀମାନେ ପରମେଶ୍ୱରଙ୍କ ପାଇଁ ଧାର୍ମିକ ହେବା ପାଇଁ ଯତ୍ନ ଶୀଳ ନୁହନ୍ତି। କିନ୍ତୁ ସେମାନେ ପରମେଶ୍ୱରଙ୍କ ଦ୍ୱାରା ନିଜ ବିଶ୍ୱାସ ହେତୁ ଧାର୍ମିକ ହେଲେ। 31 ଇସ୍ରାଏଲର ଲୋକେ ଧାର୍ମିକ ହେବା ପାଇଁ ବ୍ୟବସ୍ଥା ପାଳନ କରି ମଧ୍ୟ କୃତକାର୍ଯ୍ୟ ହେଲେ ନାହିଁ। 32 କାରଣ ସେମାନଙ୍କର ବିଶ୍ୱାସ ନ ଥିଲା ଯେ ସେମାନେ ନିଜର କାର୍ଯ୍ୟ ଦ୍ୱାରା ଧାର୍ମିକ ହେବା ପାଇଁ ଚେଷ୍ଟା କଲେ ତେଣୁ ସେମାନେ ଝୁଣ୍ଟି ପଡ଼ିବା ପଥରରେ ଝୁଣ୍ଟି ପଡ଼ିଲେ। 33 ଧର୍ମଶାସ୍ତ୍ର ସେ ପଥର ବିଷୟରେ କୁହେ:

“ଦେଖ, ଆମ୍ଭେ ସିୟୋନଠାରେ ପଥରଟିଏ ରଖିଛୁ ଏହି ପଥରଟି ଲୋକମାନଙ୍କୁ ପକାଇ ଦିଏ।
    ଏହି ପଥରଟି ଲୋକମାନଙ୍କୁ ପାପ କରିବା ପାଇଁ ପ୍ରବର୍ତ୍ତାଏ
କିନ୍ତୁ ଯେଉଁ ଲୋକ ସେ ପଥରଟିରେ ବିଶ୍ୱାସ କରେ
    ସେ ଲଜ୍ଜିତ ହେବ ନାହିଁ।” (D)

Odia Holy Bible: Easy-to-Read Version (ERV-OR)

2010 by World Bible Translation Center