New Testament in a Year
ଯୀଶୁ ଗୋଟିଏ କୁଷ୍ଠରୋଗୀକୁ ସୁସ୍ଥ କରିଲେ
(ମାର୍କ 1:40-45; ଲୂକ 5:12-16)
8 ଯୀଶୁ ପାହାଡ଼ ଉପରୁ ଓହ୍ଲେଇ ତଳକୁ ଆସିଲେ, ଏକ ବିରାଟ ଜନ ସମୂହ ତାହାଙ୍କୁ ଅନୁସରଣ କରିବାକୁ ଲାଗିଲା। 2 ସେମାନଙ୍କ ଭିତରୁ ଜଣେ କୁଷ୍ଠରୋଗୀ ଆସି ଯୀଶୁଙ୍କ ଆଗରେ ଆଣ୍ଠୁ ମାଡ଼ି ବସିପଡ଼ି କହିଲା, “ପ୍ରଭୁ, ଆପଣ ଗ୍ଭହିଁଲେ ମୋତେ ଭଲ କରିଦେଇ ପାରିବେ।”
3 ତା'ପରେ ଯୀଶୁ ହାତ ବଢ଼େଇ କୁଷ୍ଠରୋଗୀଟିକୁ ଛୁଇଁଦେଲେ। ସେ କହିଲେ, “ମୁଁ ଗ୍ଭହୁଁଛି ତୁମ୍ଭେ ସୁସ୍ଥ ହୁଅ।’’ ଏବଂ ସଙ୍ଗେ ସଙ୍ଗେ ତା'ର କୁଷ୍ଠରୋଗ ଭଲ ହୋଇଗଲା। 4 ତା'ପରେ ଯୀଶୁ ତାହାକୁ କହିଲେ, “ଦେଖ, ଏ ବିଷୟରେ କାହାକୁ କିଛି କୁହ ନାହିଁ, ବରଂ ଯାଜକଙ୍କ ପାଖକୁ ଯାଅ ଓ ନିଜକୁ ଦେଖାଅ। ମୋଶାଙ୍କ ଆଦେଶ ଅନୁସାରେ ଦାନ ଦିଅ। ଏହା ଦ୍ୱାରା ଲୋକଙ୍କୁ ଦେଖେଇ ଦିଆଯାଇ ପାରିବ ଯେ ତୁମ୍ଭେ ଭଲ ହୋଇ ଯାଇଛ।”
ଯୀଶୁ ଜଣେ ଅଧିକାରୀଙ୍କ ଦାସକୁ ଭଲ କରିଲେ
(ଲୂକ 7:1-10; ଯୋହନ 4:43-54)
5 ତା'ପରେ ଯୀଶୁ କଫର୍ନାହୂମକୁ ଗଲେ। ନଗର ଭିତରେ ପ୍ରବେଶ କଲାବେଳେ ଜଣେ ରୋମୀୟ ସେନାପତି ତାହାଙ୍କ ପାଖକୁ ଆସିଲେ। 6 ସେ ବିନୟ ପୂର୍ବକ କହିଲେ, “ପ୍ରଭୁ, ମୋର ଦାସ ରୋଗରେ ପୀଡ଼ିତ ହୋଇ ଘରେ ବିଛଣାରେ ପଡ଼ିଛି। ତାକୁ ପକ୍ଷାଘାତ ରୋଗ ହୋଇଛି ଓ ସେ ଭୀଷଣ କଷ୍ଟ ପାଉଛି।”
7 ତା'ପରେ ଯୀଶୁ ତାହାଙ୍କୁ କହିଲେ, “ମୁଁ ଯାଇ ତାହାକୁ ଭଲ କରିଦେବି।”
8 ସେନାପତି ଉତ୍ତର ଦେଲେ, “ପ୍ରଭୁ, ଆପଣ ଯେ ମୋ’ ଘରକୁ ଆସିବେ, ତାହାପାଇଁ ମୁଁ ଯୋଗ୍ୟ ନୁହେଁ। ଆପଣ କେବଳ ଆଦେଶ ଦେଇ ଦିଅନ୍ତୁ, ମୋର ଦାସ ଭଲ ହୋଇଯିବ। 9 ମୁଁ ମଧ୍ୟ ଜଣେ ବଡ଼ ଅଧିକାରୀଙ୍କ ଅଧୀନରେ କାମ କରୁଛି। ମୋ’ ଅଧୀନରେ କେତେକ ସୈନ୍ୟ ଅଛନ୍ତି। ମୁଁ ଜଣେ ସୈନିକକୁ ଯଦି କୁହେ, ‘ଯାଅ’, ତେବେ ସେ ଗ୍ଭଲିଯାଏ। ଅନ୍ୟଜଣକୁ ମୁଁ ଯଦି କୁହେ, ‘ଆସ’, ତେବେ ସେ ଆସେ। ମୋର ଦାସକୁ ମୁଁ ଯଦି କୁହେ, ‘ଏହା କର’ ତେବେ ସେ ତାହା କରେ। ତୁମ୍ଭର ମଧ୍ୟ ଏଭଳି ଶକ୍ତି ଅଛି ବୋଲି ମୁଁ ଜାଣେ।”
10 ଯୀଶୁ ଏହା ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ। ସେ ତାହାଙ୍କୁ ଅନୁସରଣ କରୁଥିବା ଲୋକଙ୍କୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି ଯେ, ମୁଁ ଏଭଳି ଗଭୀର ବିଶ୍ୱାସ ଇସ୍ରାଏଲରେ କାହାରି ପାଖରେ ପାଇ ନାହିଁ। 11 ମୁଁ ତୁମ୍ଭକୁ ପୁଣି କହି ରଖୁଛି ଯେ, ପୂର୍ବ ଓ ପଶ୍ଚିମରୁ ବହୁତ ଲୋକ ଆସିବେ ଏବଂ ସେମାନେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ସହିତ ସ୍ୱର୍ଗରାଜ୍ୟରେ ଭୋଜିରେ ନିଜ ନିଜ ଆସନ ଗ୍ରହଣ କରିବେ। 12 କିନ୍ତୁ ରାଜ୍ୟର ମୂଳ ପ୍ରଜାମାନଙ୍କୁ ଅନ୍ଧାର ଭିତରକୁ ଫିଙ୍ଗି ଦିଆଯିବ। ସେଠାରେ ସେମାନେ କାନ୍ଦି କାନ୍ଦି ଓ କଷ୍ଟ ହେତୁ ଦାନ୍ତ କଡ଼ମଡ଼ କରି ରହିବେ।”
13 ତା'ପରେ ଯୀଶୁ ସେନାପତିଙ୍କୁ କହିଲେ, “ତୁମ୍ଭର ବିଶ୍ୱାସ ଲାଗି, ତୁମ୍ଭ ପାଇଁ ତାହା ଘଟୁ।” ଠିକ୍ ସେହି ସମୟରେ ତାହାଙ୍କର ଦାସ ସୁସ୍ଥ ହୋଇଗଲା।
ଯୀଶୁ ଅନେକ ଲୋକଙ୍କୁ ସୁସ୍ଥ କଲେ
(ମାର୍କ 1:29-34; ଲୂକ 4:38-41)
14 ଯୀଶୁ ପିତରଙ୍କ ଘରେ ପହଞ୍ଚିଲେ। ସେ ଦେଖିଲେ ଯେ ପିତରଙ୍କ ଶାଶୁ ଭୀଷଣ ଜ୍ୱରରେ ପୀଡ଼ିତ ହୋଇ ବିଛଣାରେ ପଡ଼ିଛନ୍ତି। 15 ଯୀଶୁ ତାହାଙ୍କୁ ଛୁଇଁଦେଲେ, ଓ ତାହାଙ୍କର ଜ୍ୱର ଛାଡ଼ିଗଲା। ତା'ପରେ ସେ ଉଠି ଯୀଶୁଙ୍କ ସେବା କରିବାକୁ ଲାଗିଲେ।
16 ସେହି ଦିନ ସନ୍ଦ୍ୟାରେ ଲୋକେ ତାହାଙ୍କ ପାଖକୁ ଭୂତଗ୍ରସ୍ତ ଅନେକ ଲୋକଙ୍କୁ ଆଣିଲେ। ଯୀଶୁ ଗୋଟିଏ ଆଜ୍ଞାରେ ସେହି ଭୂତମାନଙ୍କୁ ବାହାର କରିଦେଲେ। ଏହିଭଳି ଯୀଶୁ ସମସ୍ତ ରୋଗୀଙ୍କୁ ଭଲ କରିଦେଲେ। 17 ଭବିଷ୍ୟଦ୍ବକ୍ତା ଯିଶାଇୟଙ୍କ ମାଧ୍ୟମରେ ପରମେଶ୍ୱର ଯାହା କହିଥିଲେ ତାହା ସଫଳ ହେବା ପାଇଁ ଯୀଶୁ ଏହି କାମଗୁଡ଼ିକ କଲେ:
“ସେ ଆମ୍ଭର ରୋଗ ସବୁ ନେଇଗଲେ
ଏବଂ ଆମ୍ଭର ଅସୁସ୍ଥତା ବହିଲେ।”(A)
2010 by World Bible Translation Center