New Testament in a Year
ଯୀଶୁ ଲୋକମାନଙ୍କୁ ଶିକ୍ଷା ଦିଅନ୍ତି
(ଲୂକ 6:20-23)
5 ଯୀଶୁଙ୍କୁ ଅନୁସରଣ କରୁଥିବା ଲୋକଙ୍କ ସଂଖ୍ୟା କ୍ରମଶଃ ବଢ଼ିବାକୁ ଲାଗିଲା, ଏହା ଦେଖି ଯୀଶୁ ଗୋଟିଏ ପାହାଡ଼ ଉପରକୁ ଗଲେ ଏବଂ ସେଠାରେ ବସିଲେ। ତାହାଙ୍କର ଶିଷ୍ୟମାନେ ତାହାଙ୍କ ପାଖକୁ ଆସିଲେ। 2 ଏଥର ଯୀଶୁ ସେମାନଙ୍କୁ ଉପଦେଶ ଦେବା ଆରମ୍ଭ କଲେ,
3 “ଆତ୍ମାରେ ଦିନହୀନ ଲୋକମାନେ ଧନ୍ୟ,
କାରଣ ସ୍ୱର୍ଗରାଜ୍ୟ ସେହିମାନଙ୍କର।
4 ବର୍ତ୍ତମାନ ଦୁଃଖିତ ଲୋକମାନେ ଧନ୍ୟ;
କାରଣ ପରମେଶ୍ୱର ସେମାନଙ୍କୁ ସାନ୍ତ୍ୱନା ଦେବେ।
5 ନମ୍ର ଓ ସୁଶୀଳ ଲୋକମାନେ ଧନ୍ୟ;
କାରଣ ଏ ପୃଥିବୀ ସେହିମାନଙ୍କର ହେବ।
6 ପରମେଶ୍ୱରଙ୍କ ଇଚ୍ଛା ଅନୁସାରେ ସତ୍କର୍ମ କରିବାକୁ ଆଗ୍ରହୀ ଲୋକମାନେ ଧନ୍ୟ,
କାରଣ ସେମାନେ ସମ୍ପୂର୍ଣ୍ଣ ତୃପ୍ତି ଲାଭ କରିବେ।
7 ଅନ୍ୟମାନଙ୍କୁ ଦୟା ଦେଖାଉଥିବା ଲୋକମାନେ ଧନ୍ୟ;
କାରଣ ପରମେଶ୍ୱର ସେହିମାନଙ୍କୁ ଦୟା କରିବେ।
8 ନିର୍ମଳ ହୃଦୟ ଥିବା ଲୋକମାନେ ଧନ୍ୟ;
କାରଣ ସେମାନେ ପରମେଶ୍ୱରଙ୍କୁ ଦେଖିବେ।
9 ଶାନ୍ତି ପାଇଁ କାମ କରୁଥିବା ଲୋକମାନେ ଧନ୍ୟ,
କାରଣ ସେମାନେ ପରମେଶ୍ୱରଙ୍କ ସନ୍ତାନ ଭାବେ ଡକାଯିବେ।
10 ପରମେଶ୍ୱରଙ୍କ ଇଚ୍ଛା ଅନୁସାରେ ଧର୍ମକାର୍ଯ୍ୟ କରି କଷ୍ଟ ସହୁଥିବା ଲୋକମାନେ ଧନ୍ୟ;
କାରଣ ସ୍ୱର୍ଗରାଜ୍ୟ ସେହିମାନଙ୍କର।
11 “ତୁମ୍ଭେମାନେ ମୋର ଅନୁଗାମୀ ହୋଇଥିବା ଯୋଗୁଁ ଲୋକେ ତୁମ୍ଭମାନଙ୍କୁ ଅପମାନ ଦେବେ, ତୁମ୍ଭମାନଙ୍କୁ ଯାତନା ଦେବେ ଓ ତୁମ୍ଭମାନଙ୍କ ବିରୁଦ୍ଧରେ ମିଛରେ ନାନା କଥା କହିବେ। କିନ୍ତୁ ତୁମ୍ଭେମାନେ ଧନ୍ୟ। 12 ତେଣୁ ଖୁସୀ ହୋଇ ଆନନ୍ଦ କର। କାରଣ ସ୍ୱର୍ଗରେ ତୁମ୍ଭେମାନେ ଏକ ମହତ୍ ପୁରସ୍କାର ପାଇବ। ତୁମ୍ଭର ପୂର୍ବବର୍ତ୍ତୀ ଭବିଷ୍ୟଦ୍ବକ୍ତାମାନଙ୍କୁ ମଧ୍ୟ ଲୋକମାନେ ଏହିଭଳି ଯାତନା ଦେଇଥିଲେ।
ତୁମ୍ଭେମାନେ ଲୁଣ ଓ ଆଲୋକ ପରି
(ମାର୍କ 9:50; 4:21; ଲୂକ 14:34-35; 8:16)
13 “ତୁମ୍ଭେମାନେ ସମଗ୍ର ପୃଥିବୀ ପାଇଁ ଲୁଣ ସଦୃଶ। କିନ୍ତୁ ଲୁଣ ଯଦି ନିଜେ ସ୍ୱାଦହୀନ ହୋଇଯାଏ, ତେବେ ତାକୁ ଆଉଥରେ ଲୁଣିଆ କରା ଯାଇ ନ ପାରେ। ଲୁଣ ଆପଣା ଲୁଣିଆ ସ୍ୱାଦ ହରାଇଲେ ଆଉ କୌଣସି କାମରେ ଲାଗିପାରିବ ନାହିଁ। ତାକୁ ବାହାରେ ଫିଙ୍ଗି ଦିଆଯିବ। ଲୋକେ ତାକୁ ପାଦରେ ଚକଟି ଗ୍ଭଲିଯିବେ।
14 “ତୁମ୍ଭେ ଜଗତର ଆଲୋକ। ପାହାଡ଼ ଉପରେ ଅବସ୍ଥିତ କୌଣସି ନଗରକୁ କେବେ ହେଲେ ଲୁଚେଇ ରଖାଯାଇ ପାରିବ ନାହିଁ। 15 ଲୋକେ ଦୀପଟିଏ ଜଳେଇ ତାକୁ ହାଣ୍ଡି ତଳେ ରଖନ୍ତି ନାହିଁ। ଲୋକେ ତାକୁ ଦୀପରୂଖା ଉପରେ ରଖନ୍ତି। ତଦ୍ଦ୍ୱାରା ଦୀପଟି ଘର ଭିତରର ସବୁ ଲୋକଙ୍କୁ ଆଲୋକ ଦିଏ। 16 ଲୋକଙ୍କ ଆଗରେ ତୁମ୍ଭେମାନେ ଆଲୋକ ଭଳି ପ୍ରକାଶିତ ହୁଅ। ସେମାନେ ତୁମ୍ଭର ଭଲ କାମଗୁଡ଼ିକ ଦେଖନ୍ତୁ ଓ ସ୍ୱର୍ଗରେ ରହୁଥିବା ତୁମ୍ଭ ପରମପିତାଙ୍କୁ ପ୍ରଶଂସା ଗାନକରନ୍ତୁ।
ଯୀଶୁ ଓ ପୁରାତନ ନିୟମର ଲେଖାସମୁହ
17 “ତୁମ୍ଭେମାନେ ଭାବ ନାହିଁ ଯେ ମୁଁ ମୋଶାଙ୍କ ବ୍ୟବସ୍ଥା କିଅବା ଭବିଷ୍ୟଦ୍ବକ୍ତାଙ୍କ ଶିକ୍ଷା ନଷ୍ଟ କରିବାକୁ ଆସିଛି। ମୁଁ ସେମାନଙ୍କ ଉପଦେଶ ନଷ୍ଟ କରିବାକୁ ଆସି ନାହିଁ। ବରଂ ମୁଁ ସେମାନଙ୍କ ଉପଦେଶଗୁଡ଼ିକର ସମ୍ପୂର୍ଣ୍ଣ ଅର୍ଥ ପ୍ରକାଶିତ କରିବାକୁ ଆସିଛି। 18 ମୁଁ ତୁମ୍ଭକୁ ସତ୍ୟ କହୁଛି, ଏ ପୃଥିବୀ ଓ ଆକାଶ ସମାପ୍ତ ନ ହେବା ପର୍ଯ୍ୟନ୍ତ ଓ ସବୁ କଥା ନ ଘଟିବା ପର୍ଯ୍ୟନ୍ତ ଏହି ନିୟମରୁ ଅକ୍ଷରଟିଏ କି ବିନ୍ଦୁଟିଏ ହେଲେ ମଧ୍ୟ ଲୋପ ପାଇବ ନାହିଁ।
19 “ଏଣୁ ଲୋକେ ପ୍ରତ୍ୟେକ ଆଦେଶ ମାନିବା ଉଚିତ୍, ଏପରିକି ମହତ୍ତ୍ୱପୂର୍ଣ୍ଣ ଦେଖା ଯାଉ ନ ଥିବା ଛୋଟ ଆଦେଶଟିଏ ମଧ୍ୟ ମାନିବା ଉଚିତ୍। ଯେଉଁ ଲୋକ ଆଦେଶ ପାଳିବାକୁ ମନାକରେ ଓ ଅନ୍ୟ ଲୋକଙ୍କୁ ଆଦେଶ ନ ପାଳିବାକୁ ମନ୍ତ୍ରଣା ଦିଏ, ସେ ସ୍ୱର୍ଗରାଜ୍ୟରେ ଅତି ନ୍ୟୁନ ବୋଲି ଗଣିତ ହେବ କିନ୍ତୁ ଯେଉଁ ଲୋକ ସେ ବ୍ୟବସ୍ଥା ମାନେ ଓ ଅନ୍ୟକୁ ମାନି ଚଳିବାକୁ ଶିଖାଏ, ସେ ସ୍ୱର୍ଗରାଜ୍ୟରେ ମହାନ୍ ହେବ। 20 ମୁଁ ତୁମ୍ଭକୁ କହୁଛି ଯେ, ପରମେଶ୍ୱରଙ୍କ ଇଚ୍ଛା ଅନୁସାରେ ଆଚରଣ କରି ତୁମ୍ଭେମାନେ ଧର୍ମଶାସ୍ତ୍ରୀ ଓ ଫାରୂଶୀ[a]ମାନଙ୍କଠାରୁ ଆଗେଇ ଯାଅ। ତା’ ନ ହେଲେ ତୁମ୍ଭେ ସ୍ୱର୍ଗରାଜ୍ୟରେ ପ୍ରବେଶ କରି ପାରିବ ନାହିଁ।
ଯୀଶୁ କ୍ରୋଧ ବିଷୟରେ ଶିକ୍ଷା ଦିଅନ୍ତି
21 “ତୁମ୍ଭେମାନେ ଶୁଣିଛ ଯେ, ଆମ୍ଭର ପୂର୍ବପୁରୁଷମାନଙ୍କୁ କୁହାଯାଇଥିଲା: ‘ନରହତ୍ୟା କର ନାହିଁ।(A) ଯେଉଁ ଲୋକ ନରହତ୍ୟା କରେ, ସେ ବିଗ୍ଭରସ୍ଥାନରେ ବିଗ୍ଭରିତ ହେବ।’ 22 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭେମାନେ ଅନ୍ୟଉପରେ ରାଗ ନାହିଁ, କାରଣ ପ୍ରତ୍ୟେକ ଲୋକ ତୁମ୍ଭର ଭାଇ ପରି ଅଟେ। ତେଣୁ ଯଦି ତୁମ୍ଭେ ଅନ୍ୟ ଉପରେ ରାଗିବ, ତେବେ ତୁମ୍ଭେ ମଧ୍ୟ ବିଗ୍ଭରାଳୟରେ ବିଗ୍ଭରିତ ହେବ। ତୁମ୍ଭେମାନେ ଯଦି ଅନ୍ୟକୁ ଅପମାନ ଦେଇ ଖରାପ କଥା କୁହ, ତେବେ ତୁମ୍ଭକୁ ଯିହୂଦୀୟ ସର୍ବୋଚ୍ଚ ବିଗ୍ଭରାଳୟରେ[b] ବିଗ୍ଭରିତ ହେବାକୁ ହେବ। ଯଦି ଅନ୍ୟକୁ ମୂର୍ଖ ବୋଲି କୁହ, ତେବେ ତୁମ୍ଭକୁ ନର୍କର ନିଆଁ ଭିତରେ ପକାଇ ଦିଆଯିବ।
23 “ଯେତେବେଳେ ତୁମ୍ଭେମାନେ ପରମେଶ୍ୱରଙ୍କ ନିକଟକୁ ତୁମ୍ଭମାନଙ୍କର ନୈବେଦ୍ୟ ଦାନ ଆଣ, ସେତେବେଳେ ଅନ୍ୟ ଲୋକମାନଙ୍କ ବିଷୟ ଚିନ୍ତା କର। ଯଦି ବେଦୀ ଉପରେ ପରମେଶ୍ୱରଙ୍କୁ ନୈବେଦ୍ୟ ଦାନ ଦେବା ବେଳେ ତୁମ୍ଭର ମନେ ପଡ଼ିଯାଏ ଯେ, ତୁମ୍ଭ ବିରୁଦ୍ଧରେ କାହାର କିଛି କଥା ଅଛି, 24 ତେବେ ତୁମ୍ଭର ନୈବେଦ୍ୟ ଦାନ ସେହିଠାରେ ଛାଡ଼ି ଦେଇ ସେହି ଲୋକଟି ପାଖକୁ ଯାଅ ଏବଂ ତା’ ସହିତ ଶାନ୍ତି ସ୍ଥାପନ କରି, ତା'ପରେ ଆସି ତୁମ୍ଭର ନୈବେଦ୍ୟ ଦାନ ଅର୍ପଣ କର।
25 “ଯଦି ତୁମ୍ଭର ଶତ୍ରୁ ତୁମ୍ଭକୁ ବିଗ୍ଭରାଳୟକୁ ନେଇ ଯାଉଅଛି, ତେବେ ବିଗ୍ଭରାଳୟ ଯିବା ପୂର୍ବରୁ ତା’ ସହିତ ଶୀଘ୍ର ବନ୍ଧୁତା ସ୍ଥାପନ କର। ନଚେତ ତୁମ୍ଭର ଶତ୍ରୁ ବିଗ୍ଭରପତିଙ୍କ ହାତରେ ଦେଇଦେବ ଓ ଶେଷରେ ବିଗ୍ଭରପତି ତୁମ୍ଭକୁ ସିପାହୀ ହାତରେ ଦେବେ, ତା'ପରେ ତୁମ୍ଭେ କାରାଗାରରେ ବନ୍ଦୀ ହୋଇ ଯିବ। 26 ମୁଁ ତୁମ୍ଭକୁ ସତ୍ୟ କହୁଛି, ଯେଉଁ ପର୍ଯ୍ୟନ୍ତ ତୁମ୍ଭେ ପାହୁଲା-ପାହୁଲା କରି ନ ଶୁଝିଛ, ସେପର୍ଯ୍ୟନ୍ତ କାରାଗାର ଭିତରୁ ବାହାରି ଆସି ପାରିବ ନାହିଁ।
2010 by World Bible Translation Center