Print Page Options
Previous Prev Day Next DayNext

New Testament in a Year

Read the New Testament from start to finish, from Matthew to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ମାଥିଉ ଲିଖିତ ସୁସମାଗ୍ଭର 5:27-48

ଯୀଶୁ ଯୌନଗତ ପାପ ସମ୍ବନ୍ଧରେ ଶିକ୍ଷା ଦିଅନ୍ତି

27 “ତୁମ୍ଭେମାନେ ଏ କଥା କୁହା ଯାଇଥିବାର ଶୁଣିଛ ଯେ, ‘ବ୍ୟଭିଗ୍ଭର କର ନାହିଁ।’ [a] 28 କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, ଯଦି କେହି ଲୋକ କୌଣସି ସ୍ତ୍ରୀକୁ ଦେଖେ ଓ ତା’ ସହିତ ବ୍ୟଭିଗ୍ଭର କରିବା ପାଇଁ ଗ୍ଭହେଁ, ତେବେ ସେ ନିଜ ମନ ଭିତରେ ସେହି ସ୍ତ୍ରୀ ସହିତ ବ୍ୟଭିଗ୍ଭର କରି ସାରିଲାଣି। 29 ଯଦି ତୁମ୍ଭର ଡାହାଣ ଆଖି ତୁମ୍ଭର ପାପର କାରଣ ହୁଏ, ତେବେ ସେହି ଆଖିଟିକୁ କାଢ଼ି ଫିଙ୍ଗିଦିଅ। ତୁମ୍ଭର ସମ୍ପୂର୍ଣ୍ଣ ଶରୀର ନର୍କରେ ପଡ଼ିବା ଅପେକ୍ଷା ଶରୀରର ଗୋଟିଏ ଅଙ୍ଗ ନଷ୍ଟ ହୋଇଯିବା ଭଲ। 30 ଯଦି ତୁମ୍ଭର ଡାହାଣ ହାତଟି ତୁମ୍ଭ ପାପର କାରଣ ହୁଏ, ତାକୁ କାଟି ଫିଙ୍ଗିଦିଅ। କାରଣ ତୁମ୍ଭର ସମ୍ପୂର୍ଣ୍ଣ ଶରୀର ନର୍କରେ ପଡ଼ିବା ଅପେକ୍ଷା ଶରୀରର ଗୋଟିଏ ଅଙ୍ଗ ନଷ୍ଟ ହୋଇଯିବା ଭଲ।

ଯୀଶୁ ଛାଡ଼ପତ୍ର ସମ୍ବନ୍ଧରେ ଶିକ୍ଷା ଦିଅନ୍ତି(A)

31 “ଏ କଥା ମଧ୍ୟ କୁହାଯାଇଛି ଯେ, ‘ଯେଉଁ ଲୋକ ତା’ର ପତ୍ନୀକୁ ଛାଡ଼ପତ୍ର ଦିଏ, ସେ ତା’ ପତ୍ନୀକୁ ଛାଡ଼ପତ୍ର ପାଇଁ ଲିଖିତ ରୂପରେ ଗୋଟିଏ ସୂଚନା ଦେବ।’ [b] 32 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ଯଦି କେହି ନିଜର ପତ୍ନୀକୁ ଛାଡ଼ପତ୍ର ଦିଏ, ସେ ତାହାକୁ ବ୍ୟଭିଗ୍ଭର ଦୋଷରେ ଦୋଷୀ କରିଥାଏ। ଯଦି ତାହାର ପତ୍ନୀ ଅନ୍ୟ ବ୍ୟକ୍ତି ସହିତ ଯୌନ ସମ୍ପର୍କ ରଖିଥାଏ, ତେବେ କେବଳ ସେ ତାହାକୁ ଛାଡ଼ପତ୍ର ଦେଇ ପାରିବ। ଯଦି କୌଣସି ଲୋକ ଛାଡ଼ପତ୍ର ପାଇଥିବା ସେହି ପତ୍ନୀକୁ ବିବାହ କରେ, ତେବେ ସେ ମଧ୍ୟ ବ୍ୟଭିଗ୍ଭର ପାପରେ ଦୋଷୀ ହୁଏ।

ପ୍ରତିଜ୍ଞା ସମ୍ବନ୍ଧରେ ଯୀଶୁଙ୍କର ଶିକ୍ଷା

33 “ଏ କଥା ତୁମ୍ଭେ ଶୁଣିଛ ଯେ, ଆମ୍ଭର ପୂର୍ବପୁରୁଷମାନଙ୍କୁ କୁହାଯାଇଥିଲା: ‘ତୁମ୍ଭେମାନେ କରିଥିବା ପ୍ରତିଜ୍ଞା କେବେ ହେଲେ ଭାଙ୍ଗ ନାହିଁ ଓ ପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହିସବୁ ପାଳନ କର।’ [c] 34 କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, ଆଦୌ ପ୍ରତିଜ୍ଞା କର ନାହିଁ। ସ୍ୱର୍ଗର ନାମରେ ପ୍ରତିଜ୍ଞା କର ନାହିଁ, କାରଣ ତାହା ପରମେଶ୍ୱରଙ୍କ ସିଂହାସନ। 35 ପୃଥିବୀ ନାମରେ ପ୍ରତିଜ୍ଞା ନିଅ ନାହିଁ, କାରଣ ତାହା ପରମେଶ୍ୱରଙ୍କର ପାଦପୀଠ। ଯିରୁଶାଲମ ନାମରେ ପ୍ରତିଜ୍ଞା ନିଅ ନାହିଁ। କାରଣ ତାହା ପରମେଶ୍ୱରଙ୍କ ନଗରୀ। 36 ନିଜ ମୁଣ୍ଡ ଛୁଇଁ ପ୍ରତିଜ୍ଞା ନିଅ ନାହିଁ, କାରଣ ତା’ର ଗୋଟିଏ ବାଳକୁ ବି ତୁମ୍ଭେ କଳା ବା ଧଳା କରି ପାରିବ ନାହିଁ। 37 ଯଦି ତୁମ୍ଭେ ଠିକ୍ ମନେ କରୁଛ ତେବେ ‘ହଁ’ କୁହ ଏବଂ ତୁମ୍ଭେ ଯଦି ଭୁଲ୍ ବୋଲି ମନେ କରୁଛ ତେବେ ‘ନାଁ’ କୁହ। ‘ହଁ’ ବା ‘ନାଁ’ ଠାରୁ ଅଧିକା ବିଷୟ ପାପାତ୍ମାଠାରୁ ଆସିଥାଏ।

ଯୀଶୁ କହନ୍ତି: ପ୍ରତିଶୋଧ ମନଭାବ ରଖ ନାହିଁ(B)

38 “ତୁମ୍ଭେ ଶୁଣିଛ ଯେ ଏ କଥା କୁହାଯାଇଛି, ‘ଆଖି ବଦଳରେ ଆଖି ଓ ଦାନ୍ତ ବଦଳରେ ଦାନ୍ତ।’ [d] 39 କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, କୌଣସି ମନ୍ଦ ଲୋକର ବିରୁଦ୍ଧରେ ଠିଆ ହୁଅ ନାହିଁ। ବରଂ ଯଦି କେହି ତୁମ୍ଭର ଡାହାଣ ଗାଲରେ ଗ୍ଭପୁଡ଼ାଟିଏ ମାରେ, ତେବେ ତୁମ୍ଭେ ତା ଆଡ଼କୁ ଆର ଗାଲଟି ମଧ୍ୟ ଦେଖେଇ ଦିଅ। 40 ଯଦି କେହି ତୁମ୍ଭ ବିରୁଦ୍ଧରେ ବିଗ୍ଭରାଳୟରେ ମକଦ୍ଦମା କରି ତୁମ୍ଭର କୁର୍ତ୍ତାଟି ନେବାକୁ ଇଚ୍ଛା କରେ, ତେବେ ତୁମ୍ଭେ ତାକୁ ତୁମ୍ଭର ଗ୍ଭଦରଟି ମଧ୍ୟଦେଇ ଦିଅ। 41 ଯଦି କେହି ତୁମ୍ଭକୁ ତା’ ସହିତ ଗୋଟିଏ କୋଶ ଗ୍ଭଲିବାକୁ ବାଧ୍ୟ କରେ ତେବେ ତୁମ୍ଭେ ତା’ ସହିତ ଦୁଇ କୋଶ ଗ୍ଭଲି ଯାଅ। 42 ଯଦି କେହି ତୁମ୍ଭକୁ କିଛି ମାଗେ, ତେବେ ତାହା ତାହାକୁ ଦିଅ। କେହି ଯଦି ତୁମ୍ଭଠାରୁ ଧାର ନେବାକୁ ଇଚ୍ଛାକରେ, ତେବେ ତାହାକୁ ମନା କର ନାହିଁ।

ସମସ୍ତଙ୍କୁ ପ୍ରେମ କର(C)

43 “ତୁମ୍ଭେ ଶୁଣିଛ ଯେ ଏ କଥା କୁହାଯାଇଛି: ‘ତୁମ୍ଭର ପଡ଼ୋଶୀଙ୍କୁ ପ୍ରେମ କର ଓ ଶତ୍ରୁମାନଙ୍କୁ ଘୃଣା କର।’ [e] 44 କିନ୍ତୁ ମୁଁ କହୁଛି: ତୁମ୍ଭେ ତୁମ୍ଭର ଶତ୍ରୁକୁ ମଧ୍ୟ ପ୍ରେମ କର। ତୁମ୍ଭକୁ ଯାତନା ଦେଉଥିବା ଲୋକମାନଙ୍କ ପାଇଁ ପ୍ରାର୍ଥନା କର। 45 ତା’ହେଲେ ତୁମ୍ଭେ ସ୍ୱର୍ଗରେ ରହୁଥିବା ପରମପିତାଙ୍କ ଯଥାର୍ଥ ସନ୍ତାନ ହୋଇ ପାରିବ। ପରମପିତା, ଭଲ ଲୋକ ଓ ମନ୍ଦ ଲୋକ ଉଭୟଙ୍କ ଉପରେ ତାହାଙ୍କ ସୂର୍ଯ୍ୟ ଉଦିତ କରାନ୍ତି। ସେ ଭଲ କାମ କରୁଥିବା ଲୋକ ଓ ମନ୍ଦ କାମ କରୁଥିବା ଲୋକ, ଉଭୟଙ୍କ ଉପରେ ବର୍ଷା ବର୍ଷାନ୍ତି। 46 ଯେଉଁମାନେ ତୁମ୍ଭକୁ ପ୍ରେମ କରିଛନ୍ତି, ତୁମ୍ଭେ ଯଦି କେବଳ ସେହିମାନଙ୍କୁ ପ୍ରେମ କରିବ ତେବେ ତୁମ୍ଭେମାନେ କୌଣସି ପୁରସ୍କାର ପାଇବ ନାହିଁ? ଏପରିକି କରଆଦାୟକାରୀ [f]ମାନେ ମଧ୍ୟ ଏହା କରନ୍ତି। 47 ଯଦି ତୁମ୍ଭେ କେବଳ ନିଜ ଭାଇ ବନ୍ଧୁମାନଙ୍କୁ ନମସ୍କାର କର, ତେବେ ତୁମ୍ଭେ ଅନ୍ୟମାନଙ୍କଠାରୁ କ’ଣ ଅଧିକ କଲ? ବିଧର୍ମୀମାନେ କ’ଣ ଏଭଳି କରନ୍ତି ନାହିଁ କି? 48 ଏଣୁ ସ୍ୱର୍ଗରେ ରହୁଥିବା ତୁମ୍ଭର ପରମପିତା ଯେପରି ସିଦ୍ଧ, ତୁମ୍ଭେମାନେ ମଧ୍ୟ ସେହିପରି ସିଦ୍ଧ ହୁଅ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center