Print Page Options
Previous Prev Day Next DayNext

New Testament in a Year

Read the New Testament from start to finish, from Matthew to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ମାଥିଉ ଲିଖିତ ସୁସମାଗ୍ଭର 8:18-34

ଯୀଶୁଙ୍କୁ ଅନୁସରଣ କରିବା

(ଲୂକ 9:57-62)

18 ଯୀଶୁ ତାହାଙ୍କ ଗ୍ଭରିପଟେ ଲୋକଙ୍କ ଭିଡ଼ ଦେଖିଲେ, ଶିଷ୍ୟମାନଙ୍କୁ ହ୍ରଦର ଆର ପଟକୁ ଯିବାକୁ ଆଦେଶ ଦେଲେ। 19 ତା'ପରେ ଜଣେ ଧର୍ମଶାସ୍ତ୍ରୀ ତାହାଙ୍କ ପାଖକୁ ଆସି କହିଲେ, “ଗୁରୁ, ଆପଣ ଯେଉଁଆଡ଼େ ଯିବେ, ମୁଁ ଆପଣଙ୍କ ଅନୁସରଣ କରିବି।”

20 ଯୀଶୁ ତାହାଙ୍କୁ କହିଲେ, “କୋକିଶିଆଳିର ଗାତ ଅଛି ଓ ଆକାଶର ପକ୍ଷୀମାନଙ୍କର ବସା ଅଛି। କିନ୍ତୁ ମନୁଷ୍ୟପୁତ୍ରଙ୍କ ପାଇଁ ମୁଣ୍ଡ ଗୁଞ୍ଜିବାକୁ ଜାଗା ଟିକିଏ ନାହିଁ।”

21 ଆଉ ଜଣେ ଅନୁଗାମୀ ଯୀଶୁଙ୍କୁ କହିଲା, “ପ୍ରଭୁ ମୋତେ ଆଗ ଯାଇ ମୋର ବାପାଙ୍କୁ କବର ଦେଇ ଆସିବାକୁ ଅନୁମତି ଦିଅନ୍ତୁ। ତା'ପରେ ମୁଁ ଆପଣଙ୍କର ଅନୁସରଣ କରିବି।”

22 କିନ୍ତୁ ଯୀଶୁ ତାହାକୁ କହିଲେ, “ମୋର ଅନୁସରଣ କର, ମରିଯାଇଥିବା ଲୋକମାନେ ଏହି ମୃତ ଲୋକଙ୍କୁ କବର ଦିଅନ୍ତୁ।”

ଅନୁସରଣ କାରୀମାନେ ଯୀଶୁଙ୍କର ଶକ୍ତି ଦେଖିଲେ

(ମାର୍କ 4:35-41; ଲୂକ 8:22-25)

23 ଯୀଶୁ ନୌକାରେ ଯାଇ ବସିଲେ, ଏବଂ ତାହାଙ୍କ ଶିଷ୍ୟମାନେ ତାହାଙ୍କର ଅନୁଗମନ କଲେ। 24 ସେହି ସମୟରେ ହ୍ରଦରେ ଭୟଙ୍କର ଝଡ଼ ହେଲା। ଲହଡ଼ିରେ ଡଙ୍ଗା ଓଲଟ ପାଲଟ ହୋଇ ପଡ଼ୁଥିଲା। କିନ୍ତୁ ଯୀଶୁ ଶୋଇ ଥିଲେ। 25 ଶିଷ୍ୟମାନେ ଯୀଶୁଙ୍କ ପାଖରେ ଥିଲେ। ସେମାନେ ଯୀଶୁଙ୍କୁ ଉଠାଇଲେ। ସେମାନେ କହିଲେ, “ପ୍ରଭୁ, ଆମ୍ଭମାନଙ୍କୁ ରକ୍ଷା କର। ଆମ୍ଭେ ବର୍ତ୍ତମାନ ବୁଡ଼ି ମରିଯିବା ଉପରେ।”

26 ଯୀଶୁ ସେମାନଙ୍କୁ କହିଲେ, “ହେ ଅଳ୍ପ ବିଶ୍ୱାସୀଗଣ, ତୁମ୍ଭେ ସବୁ ଏତେ ଡରିଯାଉଛ କାହିଁକି?” ତା'ପରେ ଯୀଶୁ ଉଠିଲେ। ସେ ପବନ ଓ ଲହଡ଼ିକୁ ଧମକ ଦେଲେ। ପବନ ବନ୍ଦ ହୋଇଗଲା। ହ୍ରଦ ଶାନ୍ତ ହୋଇଗଲା, ତା'ପରେ ସେଠାରେ ସମ୍ପୂର୍ଣ୍ଣ ନୀରବତା ଆସିଗଲା।

27 ଲୋକମାନେ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ କହିଲେ, “ଏ କି ପ୍ରକାର ବ୍ୟକ୍ତି? ଏପରିକି ପବନ ଓ ହ୍ରଦ ମଧ୍ୟ ତାହାଙ୍କ କଥା ମାନୁଛନ୍ତି!”

ଭୂତ କବଳରୁ ଦୁଇଜଣଙ୍କୁ ମୁକ୍ତି

(ମାର୍କ 5:1-20; ଲୂକ 8:26-39)

28 ଯୀଶୁ ହ୍ରଦର ଆରପଟରେ ଥିବା ଗାଦରୀୟ[a] ଲୋକଙ୍କ ରାଜ୍ୟରେ ପହଞ୍ଚିଲେ। ଭୂତଗ୍ରସ୍ତ ଦୁଇଜଣ ଲୋକ କବର ସ୍ଥାନରୁ ବାହାରି ତାହାଙ୍କୁ ଭେଟିଲେ। ସେମାନେ ବହୁତ ଭୟଙ୍କର ଥିଲେ। 29 ସେମାନଙ୍କ ନିମନ୍ତେ କେହି ସେହି ବାଟେ ଯାଇପାରୁ ନ ଥିଲେ। ସେମାନେ ପାଟିକରି କହିଲେ, “ହେ ପରମେଶ୍ୱରଙ୍କ ପୁତ୍ର! ତୁମ୍ଭେ ଆମ୍ଭଠାରୁ କ’ଣ ଗ୍ଭହୁଁଛ? ଉପଯୁକ୍ତ ସମୟ ପୂର୍ବରୁ ତୁମ୍ଭେ କ’ଣ ଆମ୍ଭକୁ ଦଣ୍ଡ ଦେବା ପାଇଁ ଆସିଛ?”

30 ସେତେବେଳେ ସେଠାରୁ କିଛି ଦୂରରେ ଗୋଟିଏ ବିରାଟ ଘୁଷୁରିପଲ ଚରୁଥିଲେ। 31 ଭୂତମାନେ ତାହାଙ୍କୁ ବିନୀତ ଅନୁରୋଧ କଲେ, “ତୁମ୍ଭେ ଯଦି ଆମ୍ଭକୁ ଏ ମଣିଷଙ୍କ ଦେହରୁ ତଡ଼ିଦେବାକୁ ଗ୍ଭହୁଁଛ, ତେବେ ଆମ୍ଭକୁ ଏ ଘୁଷୁରି ପଲରେ ଛାଡ଼ିଦିଅ।”

32 ଯୀଶୁ ସେମାନଙ୍କୁ କହିଲେ, “ଯାଅ!” ତେଣୁ ଭୂତମାନେ ମଣିଷଙ୍କ ଦେହରୁ ବାହାରି ଘୁଷୁରିମାନଙ୍କ ଦେହକୁ ଗ୍ଭଲିଗଲେ। ତା'ପରେ ସେହି ଘୁଷୁରିପଲ ତୀଖ ପାହାଡ଼ରୁ ତଳକୁ ଗଡ଼ିଯାଇ ଶେଷରେ ହ୍ରଦରେ ବୁଡ଼ିଗଲେ। 33 ସେଠାରେ ଘୁଷୁରି ଚରାଉଥିବା ଲୋକେ ଥିଲେ। ସେମାନେ ନଗରକୁ ଦୌଡ଼ି ପଳାଇଲେ। ସେଠାରେ ଲୋକଙ୍କ ଆଗରେ ଘୁଷୁରିପଲ ଓ ଭୂତଗ୍ରସ୍ତ ଲୋକଙ୍କ ବିଷୟରେ ଯାହା ଯାହା ଘଟିଥିଲା, ସବୁକଥା ଗୋଟି ଗୋଟି କରି କହିଗଲେ। 34 ତା'ପରେ ନଗରର ସବୁ ଲୋକେ ଯୀଶୁଙ୍କୁ ଭେଟିବାକୁ ଆସିଗଲେ। ସେମାନେ ଯୀଶୁଙ୍କୁ ଦେଖି, ତାହାଙ୍କୁ ସେମାନେ ସେହି ଅଞ୍ଚଳ ଛାଡ଼ି ଗ୍ଭଲିଯିବା ପାଇଁ ବିନତି କଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center