Print Page Options
Previous Prev Day Next DayNext

New Testament in a Year

Read the New Testament from start to finish, from Matthew to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ମାଥିଉ ଲିଖିତ ସୁସମାଗ୍ଭର 10:1-20

ଯୀଶୁ ପ୍ରେରିତ [a] ମାନଙ୍କୁ ସୁସମାଗ୍ଭର ପ୍ରଗ୍ଭର ପାଇଁ ପଠାଇଲେ(A)

10 ଯୀଶୁ ତାହାଙ୍କର ବାରଜଣ ଶିଷ୍ୟଙ୍କୁ ପାଖକୁ ଡକାଇଲେ। ସେ ଭୂତମାନଙ୍କୁ ତଡ଼ିଦେବା ପାଇଁ ଓ ସବୁ ପ୍ରକାର ରୋଗ ଏବଂ ଅସୁସ୍ଥତା ଭଲ କରିଦେବା ପାଇଁ ଶିଷ୍ୟମାନଙ୍କୁ ଶକ୍ତି ପ୍ରଦାନ କଲେ। ସେହି ବାରଜଣ ଶିଷ୍ୟଙ୍କ ନାମ ଏହିଭଳି:

ଶିମୋନ (ଯାହାଙ୍କୁ ପିତର ବୋଲି କୁହାଯାଏ),

ତାହାଙ୍କ ଭାଇ ଆନ୍ଦ୍ରିୟ,

ଜେବଦୀଙ୍କ ପୁଅ ଯାକୁବ

ଓ ତାହାଙ୍କ ଭାଇ ଯୋହନ।

ଫିଲି‌ପ୍‌ପ ଓ

ବାର୍ଥଲମି,

ଥୋମା ଓ

କରଆଦାୟକାରୀ ମାଥିଉ,

ଆଲଫିଙ୍କ ପୁତ୍ର ଯାକୁବ ଓ

ଥଦ୍ଦୀୟ,

ଉ‌‌‌‌‌‌‌ଦ୍‌‌ଯୋଗୀ ଶିମୋନ ଓ

ଇଷ୍କାରିୟୋତ ଯିହୂଦା। ଏହି ଇଷ୍କାରିୟୋତ ଯିହୂଦା ପରେ ଯୀଶୁଙ୍କ ପ୍ରତି ବିଶ୍ୱାସଘାତକତା କରିଥିଲା।

ଏହି ବାରଜଣ ଶିଷ୍ୟଙ୍କୁ ଯୀଶୁ ପଠାଇବା ବେଳେ ଏହି ଆଜ୍ଞା ଦେଲେ: “କୌଣସି ଅଣଯିହୂଦୀ ଅଞ୍ଚଳକୁ ଯିବ ନାହିଁ କି ଶମିରୋଣର କୌଣସି ନଗରରେ ପ୍ରବେଶ କରିବ ନାହିଁ। ବରଂ ତୁମ୍ଭେ ଇସ୍ରାଏଲ ଲୋକମାନଙ୍କ ପାଖକୁ ଯିବ। ସେମାନେ ହଜିଯାଇଥିବା ମେଷ ଭଳି। ତୁମ୍ଭେମାନେ ପ୍ରଗ୍ଭର କର, ‘ସ୍ୱର୍ଗରାଜ୍ୟ ନିକଟ ହୋଇ ଗଲାଣି।’ ତୁମ୍ଭେ ରୋଗୀକୁ ସୁସ୍ଥ କର। ମୃତକୁ ପୁନର୍ଜୀବିତ କର, କୁଷ୍ଠରୋଗ ସୁସ୍ଥ କର, ଭୂତମାନଙ୍କୁ ତଡ଼ିଦିଅ। ତୁମ୍ଭେ ବିନାମୂଲ୍ୟରେ ଆଶୀର୍ବାଦ ଓ ଶକ୍ତି ପାଇଛ। ତେଣୁ ଅନ୍ୟକୁ ତାହା ବିନାମୂଲ୍ୟରେ ଦାନ କର। ତୁମ୍ଭେ ତୁମ୍ଭମାନଙ୍କ ସାଙ୍ଗରେ ସୁନା, ରୂପା କିମ୍ବା ତମ୍ବା ନିଅ ନାହିଁ। 10 ଯାତ୍ରା ବେଳେ ଝୁଲା ନିଅ ନାହିଁ। ପିନ୍ଧିଥିବା ପୋଷାକ ଓ ଜୋତା ଛଡ଼ା ଅଧିକା ପୋଷାକ ବା ଜୋତା କି ବାଡ଼ି ନିଅ ନାହିଁ। ଜଣେ ସେବକ କେବଳ ନିହାତି ଆବଶ୍ୟକୀୟ ପଦାର୍ଥ ନେବା ଉଚିତ୍।

11 “କୌଣସି ନଗର ବା ଗାଁରେ ପ୍ରବେଶ କଲାବେଳେ ସେଠାରେ ଯୋଗ୍ୟ ଲୋକଟିକୁ ବାଛି ବାହାର କର। ସେହି ନଗର ବା ଗାଁ ନ ଛାଡ଼ିବା ପର୍ଯ୍ୟନ୍ତ ସେହି ସ୍ଥାନରେ ରୁହ। 12 କୌଣସି ଘରେ ପ୍ରବେଶ କଲାବେଳେ ସେହି ପରିବାରରେ ଲୋକଙ୍କୁ ‘ତୁମ୍ଭ ପ୍ରତି ଶାନ୍ତି ହେଉ’ ବୋଲି କହି ଆଶୀର୍ବାଦ କର। ଯଦି ସେ ପରିବାରର ଲୋକେ ଯୋଗ୍ୟ, ତେବେ ସେ ପରିବାର ପ୍ରତି ତୁମ୍ଭର ଶାନ୍ତି ରହିବ। 13 ଯଦି ସେ ପରିବାର ଲୋକେ ଅଯୋଗ୍ୟ ତେବେ ତୁମ୍ଭର ଶାନ୍ତି ତୁମ୍ଭ ନିକଟକୁ ଫେରି ଆସିବ। 14 ଯଦି କେହିହେଲେ ତୁମ୍ଭର ସ୍ୱାଗତ କରୁ ନାହାନ୍ତି, କିମ୍ବା ତୁମ୍ଭର ଉପଦେଶ ଶୁଣୁ ନାହାନ୍ତି, ତେବେ ସେ ଘର ବା ନଗର ଛାଡ଼ିଦିଅ। ତୁମ୍ଭ ପାଦରେ ଲାଗିଥିବା ଧୂଳି ମଧ୍ୟ ସେହିଠାରେ ଝାଡ଼ିଦିଅ। 15 ମୁଁ ତୁମ୍ଭକୁ ସତ୍ୟ କହୁଛି, ଯେଉଁ ଦିନ ନ୍ୟାୟ ହେବ, ସେ ଦିନ ସେହି ନଗରର ଲୋକଙ୍କ ଅବସ୍ଥା ସଦୋମ ଓ ହମୋରା [b] ନଗରର ଲୋକଙ୍କ ଅବସ୍ଥା ଅପେକ୍ଷା ଅଧିକ ଖରାପ ହେବ।

ନିଜ ଶିଷ୍ୟମାନଙ୍କୁ ଯୀଶୁଙ୍କ ଚେତାବନୀ(B)

16 “ସାବଧାନ, ଗଧିଆମାନଙ୍କ ଭିତରେ ମେଷମାନଙ୍କୁ ଛାଡ଼ିବା ଭଳି ମୁଁ ତୁମ୍ଭମାନଙ୍କୁ ବାହାରକୁ ପଠାଉଛି। ତୁମ୍ଭେ ସାପ ଭଳି ଚତୁର ହୁଅ, କପୋତ ଭଳି ନିରୀହ ହୁଅ। 17 କିନ୍ତୁ ଲୋକଙ୍କ ପ୍ରତି ସାବଧାନ ରୁହ। ତୁମ୍ଭକୁ ସେମାନେ ବାନ୍ଧି କରି ତାହାଙ୍କର ସ୍ଥାନୀୟ ବିଗ୍ଭରାଳୟ ହାତରେ ଦେଇଦେବେ ଓ ତାହାଙ୍କର ପ୍ରାର୍ଥନାଗୃହରେ ତୁମ୍ଭକୁ ଛାଟରେ ପିଟିବେ। 18 ତୁମ୍ଭେ ମୋର ଶିଷ୍ୟ ହୋଇଥିବା ଯୋଗୁଁ ତୁମ୍ଭକୁ ଶାସକ ଓ ରାଜାଙ୍କ ଆଗକୁ ନିଆଯିବ। ଅଣଯିହୂଦୀ ତଥା ସେମାନଙ୍କ ଆଗରେ ତୁମ୍ଭେ ମୋ’ ବିଷୟରେ ସାକ୍ଷୀ ହେବ। 19 ସେମାନେ ତୁମ୍ଭକୁ ବାନ୍ଧି ନେବା ବେଳେ କ’ଣ କହିବ ଓ କିପରି କହିବ, ସେ ବିଷୟରେ ଚିନ୍ତାକରି କିଛି ବ୍ୟସ୍ତ ହୁଅ ନାହିଁ। କାରଣ ତୁମ୍ଭକୁ ସେତେବେଳେ କ’ଣ କହିବାକୁ ହେବ ତାହା ଜଣେଇ ଦିଆଯିବ। 20 ମନେରଖ, କହିବା ଲୋକ କେବେ ହେଲେ ତୁମ୍ଭେ ନୁହଁ, ତୁମ୍ଭର ପରମପିତାଙ୍କ ଆତ୍ମା ହିଁ ତୁମ୍ଭ ଭିତରୁ କହିବେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center