New Testament in a Year
ମନୁଷ୍ୟକୃତ ନିୟମଠାରୁ ପରମେଶ୍ୱରଙ୍କ ବିଧାନ ବଡ଼
(ମାର୍କ 7:1-23)
15 କେତେକ ଫାରୂଶୀ ଓ ଯିହୂଦୀ ଧର୍ମଶାସ୍ତ୍ରୀ ଯିରୁଶାଲମରୁ ଯୀଶୁଙ୍କ ନିକଟକୁ ଆସି ପଗ୍ଭରିଲେ, 2 “ତୁମ୍ଭ ଶିଷ୍ୟମାନେ ପୂର୍ବପୁରୁଷଙ୍କ ପ୍ରଦତ୍ତ ନୀତିନିୟମଗୁଡ଼ିକୁ କାହିଁକି ମାନୁ ନାହାନ୍ତି? ତୁମ୍ଭ ଶିଷ୍ୟମାନେ ଖାଇବା ପୂର୍ବରୁ କାହିଁକି ହାତ ଧୋଉ ନାହାନ୍ତି।”
3 ଯୀଶୁ କହିଲେ, “ତୁମ୍ଭେ ନିଜର ପରମ୍ପରାଗତ ରୀତି ନୀତି ପାଳିବାକୁ ଯାଇ ପରମେଶ୍ୱରଙ୍କ ଆଦେଶ କାହିଁକି ଲଙ୍ଘନ କରୁଛ? 4 ପରମେଶ୍ୱର କହିଛନ୍ତି: ‘ତୁମ୍ଭେ ପିତାମାତାଙ୍କୁ ସମ୍ମାନ ଦିଅ,(A) କିନ୍ତୁ ଯେଉଁ ଲୋକ ପିତାମାତାଙ୍କୁ ଅପମାନିତ କରେ, ତାକୁ ବଧ କରାଯିବା ଉଚିତ୍।’(B) 5 କିନ୍ତୁ ତୁମ୍ଭେ ଯେଉଁଭଳି ଶିକ୍ଷା ଦେଉଛ, ତା'ଫଳରେ ଜଣେ ଲୋକ ତା'ର ପିତାମାତାଙ୍କୁ କହି ପାରିବ, ‘ମୁଁ ତୁମ୍ଭକୁ ସାହାଯ୍ୟ କରି ପାରିବି ନାହିଁ। କାରଣ ମୋର ଯାହାସବୁ ଅଛି ସେଗୁଡ଼ିକୁ ମୁଁ ପରମେଶ୍ୱରଙ୍କୁ ଉତ୍ସର୍ଗ କରିବି।’ 6 ଏହିଭଳି ତୁମ୍ଭେ ସେ ଲୋକଙ୍କୁ ତା’ ପିତାମାତାଙ୍କୁ ସମ୍ମାନ ନ ଦେବା ପାଇଁ ହିଁ ଶିକ୍ଷା ଦେଉଛ। ଏହିପରି ନିଜର ପରମ୍ପରାଗତ ନୀତିନିୟମଗୁଡ଼ିକୁ ସମ୍ମାନ ଦେଇଛ ଓ ପରମେଶ୍ୱରଙ୍କ ଆଦେଶକୁ ଅବମାନନା କରୁଛ। 7 ତୁମ୍ଭେ ସବୁ କପଟୀ! ଯିଶାଇୟ ତୁମ୍ଭମାନଙ୍କ ବିଷୟରେ ଠିକ୍ ଭାବରେ ଏହି ଭବିଷ୍ୟଦ୍ବାଣୀ କହିଥିଲେ।
8 ଏମାନେ କେବଳ ମୁଖରେ ମୋର ଆଦର କରନ୍ତି,
କିନ୍ତୁ ସେମାନଙ୍କ ମନକଥା ମୋ'ଠାରୁ ବହୁତ ଦୂରରେ ରହିଥାଏ।
9 ସେମାନେ ମୋତେ ଯେଉଁ ଉପାସନା କରନ୍ତି, ତାହା ମୂଲ୍ୟହୀନ।
ସେମାନେ ଯେଉଁସବୁ ବିଷୟ ଶିକ୍ଷା ଦିଅନ୍ତି ତାହା କେବଳ ମଣିଷ ତିଆରି ବିଧିବିଧାନ।’”(C)
10 ଯୀଶୁ ସମବେତ ହୋଇଥିବା ଲୋକମାନଙ୍କୁ ଡାକିଲେ। ସେ ସେମାନଙ୍କୁ କହିଲେ, “ମୁଁ ଯାହା କହୁଛି ତାହା ଶୁଣ ଓ ବୁଝ। 11 ମଣିଷ ମୁହଁ ଭିତରକୁ ଯାଇଥିବା ବିଷୟ ଯୋଗୁଁ ଅପବିତ୍ର ହୋଇଯାଏ ନାହିଁ ବରଂ ତା'ର ମୁଖରୁ ବାହାରୁଥିବା ବିଷୟ ଯୋଗୁଁ ସେ ଅପବିତ୍ର ହୋଇଥାଏ।”
12 ଯୀଶୁଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି ତାହାଙ୍କୁ କହିଲେ, “ଏସବୁ କରିବା ଫଳରେ ଫାରୂଶୀମାନେ ତୁମ୍ଭ ଉପରେ ରାଗିଯାଇଅଛନ୍ତି ବୋଲି ତୁମ୍ଭେ ଜାଣିଛ ତ?”
13 ଯୀଶୁ କହିଲେ, “ଯେଉଁ ଗ୍ଭରା ମୋର ସ୍ୱର୍ଗୀୟ ପିତା ନିଜେ ଲଗେଇ ନାହାନ୍ତି, ସେଗୁଡ଼ିକୁ ସମୂଳେ ଉପାଡ଼ି ଦିଆଯିବ। 14 ସେମାନଙ୍କୁ ଛାଡ଼ିଦିଅ। ସେମାନେ ତ ଅନ୍ଧମାନଙ୍କର ଅନ୍ଧ ନେତା। ଯଦି ଜଣେ ଅନ୍ଧ ଆଉ ଗୋଟିଏ ଅନ୍ଧକୁ ରାସ୍ତା ଦେଖାଏ, ତେବେ ଉଭୟ ଖାତ ଭିତରେ ଖସି ପଡ଼ିବେ।”
15 ଏ କଥା ଶୁଣି ପିତର କହିଲେ, “ଏହି କାହାଣୀର ଅର୍ଥ ଆମ୍ଭକୁ ବୁଝାଇ ଦିଅନ୍ତୁ।’’
16 ଯୀଶୁ କହିଲେ, “ଏବେ ବି କ’ଣ ତୁମ୍ଭ ବୁଝିବାରେ ଅସୁବିଧା ଅଛି? 17 ତୁମ୍ଭେ କ’ଣ ଜାଣିନ ଯେ, ଯେଉଁଖାଦ୍ୟ ଜଣେ ଲୋକର ପାଟି ଭିତରକୁ ଯାଏ, ତାହା ପେଟ ଭିତରକୁ ଯାଏ ଓ ପରିଶେଷରେ ଦେହରୁ ବାହାରିଯାଏ। 18 କିନ୍ତୁ ଜଣେ ଲୋକ ଯେଉଁ ମନ୍ଦ କଥା ପାଟିରେ କହେ, ତାହା ପ୍ରକୃତରେ ତା'ର ମନ ଭିତରୁ ଆସିଥାଏ। ଏହା ଲୋକକୁ ଅପବିତ୍ର କରିଥାଏ। 19 କାରଣ ଖରାପ ଭାବନା, ହତ୍ୟା, ବ୍ୟଭିଗ୍ଭର, ଯୌନାଗ୍ଭର, ଗ୍ଭେରି, ମିଥ୍ୟାସାକ୍ଷ୍ୟ ଓ ନିନ୍ଦା ଆଦି ଖରାପ ବିଷୟଗୁଡ଼ିକ ପ୍ରଥମେ ମଣିଷର ମନ ଭିତରେ ସୃଷ୍ଟି ହୁଏ। 20 ଏଗୁଡ଼ିକ ମଣିଷକୁ ଅପବିତ୍ର କରି ଦିଅନ୍ତି। କିନ୍ତୁ ଖାଇବା ପୂର୍ବରୁ ହାତ ନ ଧୋଇବା ଘଟଣା ମଣିଷକୁ ଅପବିତ୍ର କରି ପାରେ ନାହିଁ।”
2010 by World Bible Translation Center