New Testament in a Year
ସବୁଠାରୁ ଶ୍ରେଷ୍ଠ କିଏ
(ମାର୍କ 9:33-37; ଲୂକ 9:46-48)
18 ସେହି ସମୟରେ ଶିଷ୍ୟମାନେ ଯୀଶୁଙ୍କ ନିକଟକୁ ଆସି ପଗ୍ଭରିଲେ, “ସ୍ୱର୍ଗରାଜ୍ୟରେ ସବୁଠାରୁ ଶ୍ରେଷ୍ଠ କିଏ?”
2 ଯୀଶୁ ଗୋଟିଏ ଛୋଟ ପିଲାକୁ ପାଖକୁ ଡାକିଲେ। ସେ ପିଲାକୁ ଶିଷ୍ୟମାନଙ୍କ ଆଗରେ ଠିଆ କରାଇଲେ। 3 ତା'ପରେ ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ତୁମ୍ଭେ ନିଜକୁ ପରିବର୍ତ୍ତନ କର। ହୃଦୟ ଭିତରେ ଗୋଟିଏ ଛୋଟ ପିଲାଭଳି ହୋଇଯାଅ। ଏ କଥା ନ କଲେ ତୁମ୍ଭେ ସ୍ୱର୍ଗରାଜ୍ୟରେ କଦାପି ପ୍ରବେଶ କରି ପାରିବ ନାହିଁ। 4 ଯେଉଁ ଲୋକ ନିଜକୁ ଗୋଟିଏ ଛୋଟ ପିଲା ଭଳି ନମ୍ର କରିଥାଏ, ସେହି ଲୋକ ସ୍ୱର୍ଗରାଜ୍ୟରେ ସବୁଠାରୁ ଶ୍ରେଷ୍ଠ।
5 “ଯେଉଁ ଲୋକ ମୋ’ ନାମରେ ଏହିଭଳି ଗୋଟିଏ ଛୋଟ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ।
ପାପର କାରଣ ବିଷୟରେ ସତର୍କ କଲେ
(ମାର୍କ 9:42-48; ଲୂକ 17:1-2)
6 “କିନ୍ତୁ ମୋ'ଠାରେ ବିଶ୍ୱାସ ରଖିଥିବା ଏହି ନମ୍ର ଛୋଟ ପିଲାମାନଙ୍କ ମଧ୍ୟରୁ କାହାରିକୁ ପାପ ପଥରେ ଯଦି କେହି ଟାଣିନିଏ, ତାହାହେଲେ ସେହି ଲୋକର ବେକରେ ଗୋଟିଏ ଚକି ପଥର ବାନ୍ଧି ଗଭୀର ସମୁଦ୍ରରେ ତାକୁ ବୁଡ଼େଇ ଦିଆଯିବ। 7 ଏହି ପୃଥିବୀରେ ପାପ କରୁଥିବା ଲୋକମାନଙ୍କ ପାଇଁ ମୁଁ ଦୁଃଖ ଅନୁଭବ କରୁଛି। ଏସବୁ ଘଟଣା ନିଶ୍ଚୟ ଘଟିବ, କିନ୍ତୁ ଯେଉଁ ଲୋକ ଏସବୁ ଘଟଣା ଘଟିବାର କାରଣ ହୁଏ, ତାହା ପାଇଁ ଏହା ବହୁତ ଖରାପ ହେବ।
8 “ଯଦି ତୁମ୍ଭର ହାତ କିମ୍ବା ପାଦ ତୁମ୍ଭ ପାଇଁ ପାପର କାରଣ ହୁଏ, ତେବେ ତାକୁ କାଟି ଫିଙ୍ଗିଦିଅ। ଦୁଇ ହାତ ଓ ଦୁଇ ଗୋଡ଼ ଥାଇ ଚିରକାଳ ଜଳୁଥିବା ନର୍କର ନିଆଁରେ ତୁମ୍ଭକୁ ଫିଙ୍ଗି ଦିଆଯିବା ଅପେକ୍ଷା ବରଂ ହାତ କିମ୍ବା ଗୋଡ଼ ନ ଥାଇ ଅନନ୍ତ ଜୀବନ ମଧ୍ୟରେ ପ୍ରବେଶ କରିବା ତୁମ୍ଭ ପାଇଁ ଭଲ। 9 ଯଦି ତୁମ୍ଭର ଆଖିଟିଏ ତୁମ୍ଭ ପାଇଁ ପାପର କାରଣ ହୁଏ, ତେବେ ତାକୁ କାଢ଼ି ଫିଙ୍ଗିଦିଅ। ତୁମ୍ଭର ଦୁଇଟି ଯାକ ଆଖି ଥାଇ ତୁମ୍ଭକୁ ନର୍କର ନିଆଁରେ ଫିଙ୍ଗି ଦିଆଯିବା ଅପେକ୍ଷା ଗୋଟିଏ ଆଖି ଥାଇ ଅନନ୍ତ ଜୀବନ ଲାଭ କରିବା ତୁମ୍ଭ ପାଇଁ ଭଲ।
ଯୀଶୁ ହଜିଥିବା ମେଣ୍ଢାର ଦୃଷ୍ଟାନ୍ତ କହିଲେ
(ଲୂକ 15:3-7)
10 “ସାବଧାନ ଏହି ଛୋଟ ପିଲାମାନଙ୍କ ମଧ୍ୟରୁ କାହାରିକୁ ତୁଚ୍ଛ ମନେ କର ନାହିଁ। ଏହି ପିଲାମାନଙ୍କ ପାଇଁ ସ୍ୱର୍ଗରେ ଦୂତମାନେ ଅଛନ୍ତି। ଏବଂ ସେହି ଦୂତମାନେ ସ୍ୱର୍ଗରେ ମୋର ପରମପିତାଙ୍କ ସହିତ ସଦାସର୍ବଦା ଅଛନ୍ତି। 11 ଯେଉଁମାନେ ହଜିଯାଇଛନ୍ତି ମନୁଷ୍ୟପୁତ୍ର ସେମାନଙ୍କୁ ଉଦ୍ଧାର କରିବା ପାଇଁ ଆସିଛନ୍ତି।[a]
12 “ଯଦି କୌଣସି ଲୋକର ଶହେଟି ମେଣ୍ଢା ଥା’ନ୍ତି, କିନ୍ତୁ ସେଥିରୁ ଗୋଟିଏ ହିଜିଯାଏ, ତେବେ ସେହି ଲୋକଟି ତା'ର ବାକି ଅନେଶ୍ୱତ ମେଣ୍ଢାଙ୍କୁ ପାହାଡ଼ ଉପରେ ଛାଡ଼ିଦେଇ ହଜିଯାଇଥିବା ମେଣ୍ଢାକୁ ଖୋଜିବାକୁ ଯିବ ନାହିଁ କି? ତୁମ୍ଭେ କ’ଣ ଭାବ? 13 ମୁଁ ତୁମ୍ଭକୁ ସତ୍ୟ କହୁଛି। ଯଦି ସେ ମେଣ୍ଢାଟି ଖୋଜି ପାଇଯାଏ ତେବେ ନ ହଜିଥିବା ଅନେଶ୍ୱତ ମେଣ୍ଢାଙ୍କ ଅପେକ୍ଷା ମିଳିଯାଇଥିବା ମେଣ୍ଢା ପାଇଁ ସେ ଅଧିକ ଖୁସୀ ହେବ। 14 ଠିକ୍ ସେହିଭଳି ସ୍ୱର୍ଗରେ ରହୁଥିବା ତୁମ୍ଭର ପରମପିତା ଏହିଭଳି ଛୋଟ ପିଲାମାନଙ୍କ ମଧ୍ୟରୁ କେହି ଜଣେ ହେଲେ ହଜିଯାଉ ବୋଲି ଗ୍ଭହାନ୍ତି ନାହିଁ।
ଯେତେବେଳେ ଜଣେ ଲୋକ ତୁମ୍ଭକୁ ଆଘାତ କରେ
(ଲୂକ 17:3)
15 “ତୁମ୍ଭର କେହି ଭାଇ ଯଦି ତୁମ୍ଭ ବିରୁଦ୍ଧରେ ଭୁଲ୍ କାମ କରେ, ତେବେ ସେ ଏକାକୀ ଥିବା ବେଳେ ତା’ ନିକଟକୁ ଯାଇ ତା'ର ଭୁଲ୍ ବିଷୟରେ କୁହ। ଯଦି ସେ ତୁମ୍ଭ କଥା ଶୁଣେ, ତେବେ ତୁମ୍ଭେ ତାକୁ ପୁଣି ଥରେ ତୁମ୍ଭର ଭାଇ ହୋଇ ରହିବାକୁ ସାହାଯ୍ୟ କର। 16 ଯଦି ସେ ଲୋକ କିଛି ଶୁଣିବାକୁ ମନା କରିଦିଏ ତେବେ ଜଣେ ବା ଦୁଇଜଣ ଲୋକଙ୍କୁ ନେଇ ପୁଣି ଥରେ ତା’ ପାଖକୁ ଯାଅ। ତେବେ ଯାହାକିଛି କୁହାଯାଇଛି, ଦୁଇ ବା ତିନି ଜଣ ସାକ୍ଷୀଙ୍କ ଦ୍ୱାରା ତାହା ସମର୍ଥିତ ହେବ। 17 ଯଦି ସେ ଲୋକ ସେମାନଙ୍କ କଥା ମଧ୍ୟ ଶୁଣିବାକୁ ମନା କରିଦିଏ, ତେବେ ମଣ୍ଡଳୀକୁ କୁହ। ଯଦି ସେ ଲୋକ ମଣ୍ଡଳୀ କଥା ନ ଶୁଣେ, ତେବେ ପରମେଶ୍ୱରଙ୍କୁ ବିଶ୍ୱାସ କରୁ ନ ଥିବା ଲୋକ କିମ୍ବା ଜଣେ କରଆଦାୟକାରୀକୁ ଯେଭଳି ବ୍ୟବହାର କରାଯାଏ, ତାହାକୁ ସେହିଭଳି ବ୍ୟବହାର କର।
18 “ମୁଁ ତୁମ୍ଭକୁ ସତ୍ୟ କହୁଛି ଯେ ତୁମ୍ଭେ ଏ ସଂସାରରେ ଯାହାସବୁ ବନ୍ଦ କରିବ ତାହା ପରମେଶ୍ୱରଙ୍କ ଦ୍ୱାରା ବନ୍ଦ ହେବ। ତୁମ୍ଭେ ଏ ସଂସାରରେ ଯେତେବେଳେ କ୍ଷମା ଦେବା ପାଇଁ ପ୍ରତିଶ୍ରୁତି ଦେବ, ସେହି କ୍ଷମା ମଧ୍ୟ ପରମେଶ୍ୱରଙ୍କ କ୍ଷମା ହେବ। 19 ମୁଁ ତୁମ୍ଭକୁ ପୁଣି କହୁଛି ଯେ, ଏ ଜଗତରେ ଯଦି ତୁମ୍ଭ ଭିତରୁ କେହି ଦୁଇଜଣ ଏକମତ ହୋଇ ସ୍ୱର୍ଗରେ ରହୁଥିବା ମୋର ପରମପିତାଙ୍କୁ କିଛି ମାଗିବେ, ତେବେ ସେ ତାହା ତୁମ୍ଭ ପାଇଁ ପୂରଣ କରିଦେବେ। 20 ଏ କଥା ସତ୍ୟ। କାରଣ ଯେଉଁଠାରେ, ମୋ’ ନାମରେ ବିଶ୍ୱାସ କରୁଥିବା ଦୁଇତିନି ଜଣ ଲୋକ ଏକାଠି ହୁଅନ୍ତି, ମୁଁ ସେଠାରେ ସେମାନଙ୍କ ସହିତ ଅଛି।”
2010 by World Bible Translation Center