Print Page Options
Previous Prev Day Next DayNext

New Testament in a Year

Read the New Testament from start to finish, from Matthew to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ମାଥିଉ ଲିଖିତ ସୁସମାଗ୍ଭର 22:1-22

ଭୋଜି ପାଇଁ ନିମନ୍ତ୍ରିତ ଲୋକଙ୍କ ଦୃଷ୍ଟାନ୍ତ(A)

22 ଲୋକମାନଙ୍କୁ ଅନ୍ୟ କିଛି କଥା କହିବା ପାଇଁ ଯୀଶୁ ଦୃଷ୍ଟାନ୍ତଗୁଡ଼ିକର ପ୍ରୟୋଗ କଲେ। ଯୀଶୁ କହିଲେ, “ସ୍ୱର୍ଗରାଜ୍ୟ ହେଉଛି ନିଜ ପୁଅର ବିବାହ ଭୋଜି ପ୍ରସ୍ତୁତ କରିଥିବା ଜଣେ ରାଜାଭଳି। ରାଜା କେତେକ ଲୋକଙ୍କୁ ବିବାହ ଭୋଜିକୁ ନିମନ୍ତ୍ରଣ କଲେ। ସବୁ ପ୍ରସ୍ତୁତ ହୋଇ ସାରିବା ପରେ ରାଜା ସେହି ଅତିଥିମାନଙ୍କୁ ଡାକିବାକୁ ଗ୍ଭକରମାନଙ୍କୁ ପଠାଇଲେ। କିନ୍ତୁ ସେମାନେ ରାଜାଙ୍କ ଭୋଜିକୁ ଆସିବାକୁ ମନା କରିଦେଲେ।

“ତା’ପରେ ରାଜା ଆଉ କିଛି ଗ୍ଭକରଙ୍କୁ ପଠାଇଲେ। ରାଜା ଗ୍ଭକରମାନଙ୍କୁ କହିଲେ, ‘ଯେଉଁମାନଙ୍କୁ ବିବାହଭୋଜିକୁ ଆସିବାକୁ ନିମନ୍ତ୍ରଣ କରାଯାଇଛି, ତୁମ୍ଭେମାନେ ସେମାନଙ୍କୁ କୁହ, ଭୋଜି ପ୍ରସ୍ତୁତି ସରିଲାଣି। ମୋର ଉତ୍ତମ ବଳଦ ଓ ମୋଟା ପଶୁମାନଙ୍କୁ ମରାଯାଇଛି। ସବୁକିଛି ପ୍ରସ୍ତୁତ ଅଛି। ଅତଏବ ବିବାହଭୋଜିକୁ ଆସନ୍ତୁ।’

“ଗ୍ଭକରମାନେ ଯାଇ ଲୋକମାନଙ୍କୁ ଆସିବାକୁ କହିଲେ, କିନ୍ତୁ ଲୋକମାନେ ଗ୍ଭକରମାନଙ୍କ କଥାକୁ ଧ୍ୟାନ ଦେଲେନି। ସେମାନେ ବିଭିନ୍ନ କାମରେ ଗ୍ଭଲିଗଲେ। ଜଣେ ତା’ ଜମିରେ କାମ କରିବାକୁ ଗ୍ଭଲିଗଲା, ଆଉ ଜଣେ ତା ବ୍ୟବସାୟ କାମରେ ଗ୍ଭଲିଗଲା। ଆଉ କେତେକ ଲୋକ ଗ୍ଭକରମାନଙ୍କୁ ଧରି ନେଇ ପିଟାପିଟି କଲେ ଓ ସେମାନଙ୍କୁ ମାରିଦେଲେ। ରାଜା ଖୁବ୍ ରାଗିଗଲେ। ତାହାଙ୍କ ଗ୍ଭକରମାନଙ୍କୁ ଯେଉଁମାନେ ମାରିଦେଲେ, ସେମାନଙ୍କୁ ମାରିଦେବା ପାଇଁ ରାଜା ସୈନ୍ୟ ପଠାଇଲେ। ସୈନ୍ୟମାନେ ସେହି ହତ୍ୟାକାରୀମାନଙ୍କୁ ମାରିଦେଲେ ଓ ତାହାଙ୍କ ନଗରକୁ ପୋଡ଼ିଦେଲେ।

“ତା’ପରେ ରାଜା ଗ୍ଭକରମାନଙ୍କୁ କହିଲେ, ‘ବିବାହ ଭୋଜି ପ୍ରସ୍ତୁତ ହୋଇ ସାରିଛି, ଯେଉଁମାନଙ୍କୁ ନିମନ୍ତ୍ରଣ କରାଯାଇଥିଲା, ସେମାନେ ଅଯୋଗ୍ୟ ଥିଲେ। ତେଣୁ ତୁମ୍ଭେମାନେ ନଗର ରାସ୍ତାକୁ ଯାଅ। ଯାହାକୁ ଦେଖିବ ତାକୁ ବିବାହ ଭୋଜିକୁ ଡାକିଆଣ।’ 10 ଗ୍ଭକରମାନେ ନଗର ରାସ୍ତାଗୁଡ଼ିକୁ ଗଲେ। ଭଲ ଲୋକ ହେଉ ବା ମନ୍ଦ ଲୋକ ହେଉ, ସେମାନେ ଯାହାକୁ ପାଇଲେ ତାକୁ ବିବାହ ଭୋଜିକୁ ଡାକିଆଣିଲେ। ବିବାହ ଭବନ ଅତିଥିମାନଙ୍କ ଦ୍ୱାରା ପୁରିଗଲା।

11 “ରାଜା ଅତିଥିମାନଙ୍କୁ ଦେଖିବାକୁ ଭିତରକୁ ଆସିଲେ। ସେ ସେଠାରେ ଗୋଟିଏ ଲୋକକୁ ବିବାହ ପୋଷାକ ନ ପିନ୍ଧି ଆସିଥିବାର ଦେଖିଲେ। 12 ରାଜା ତାହାଙ୍କୁ ପଗ୍ଭରିଲେ, ‘ବନ୍ଧୁ, ତୁମ୍ଭେ ବିବାହ ପୋଷାକ ନ ପିନ୍ଧି ଓ ଭିତରକୁ କେମିତି ଆସିଲ?’ କିନ୍ତୁ ଲୋକଟି କିଛି କହିଲା ନାହିଁ। 13 ତେଣୁ ରାଜା କେତେକ ଗ୍ଭକରଙ୍କୁ କହିଲେ, ‘ଏ ଲୋକର ହାତ ଗୋଡ଼ ବାନ୍ଧି ପକାଅ। ଏହାକୁ ବାହାରେ ଅନ୍ଧାରରେ ଫିଙ୍ଗିଦିଅ, ଯେଉଁଠାରେ ଲୋକେ କାନ୍ଦୁଥିବେ ଓ ଯନ୍ତ୍ରଣାରେ ଦାନ୍ତ କଡ଼ମଡ଼ କରୁଥିବେ।’

14 “ହଁ ଅନେକ ଲୋକଙ୍କୁ ନିମନ୍ତ୍ରଣ କରାଯାଇଛି, କିନ୍ତୁ ସେମାନଙ୍କ ମଧ୍ୟରୁ ଅଳ୍ପ ଲୋକ ମନୋନୀତ ଅଟନ୍ତି।”

କେତେକ ଯିହୂଦୀ ନେତା ଯୀଶୁଙ୍କୁ ଫାନ୍ଦରେ ପକେଇବା ପାଇଁ ଚେଷ୍ଟା(B)

15 ଯୀଶୁ ଯେଉଁ ସ୍ଥାନରେ ଉପଦେଶ ଦେଉଥିଲେ, ଫାରୂଶୀମାନେ ସେ ସ୍ଥାନ ଛାଡ଼ି ଗ୍ଭଲିଗଲେ। ସେମାନେ ଯୀଶୁଙ୍କ କଥା ଦ୍ୱାରା ତାହାଙ୍କୁ କିପରି ଫାନ୍ଦରେ ପକାଇବେ, ସେ ବିଷୟରେ ଯୋଜନା କଲେ। 16 ସେମାନେ କେତେକ ହେରୋଦୀୟ [a]ମାନଙ୍କ ସହିତ ନିଜର କେତେକ ଶିଷ୍ୟଙ୍କୁ ଯୀଶୁଙ୍କ ପାଖକୁ ପଠାଇଲେ। ସେମାନେ ଯାଇ କହିଲେ, “ହେ ଗୁରୁ, ଆମ୍ଭେ ଜାଣୁ ଯେ ତୁମ୍ଭେ ଜଣେ ନିଷ୍ଠାବାନ ଲୋକ। ପରମେଶ୍ୱରଙ୍କ ମାର୍ଗ ବିଷୟରେ ଅନ୍ୟମାନେ କ’ଣ ଭାବୁଛନ୍ତି, ସେ ବିଷୟରେ ତୁମ୍ଭେ ଆଦୌ ଭୟ କର ନାହିଁ। ତୁମ୍ଭ ପାଇଁ ସମସ୍ତେ ସମାନ। 17 ଏ ବିଷୟରେ ତୁମ୍ଭ ମତାମତ କ’ଣ ଆମ୍ଭକୁ କୁହ। କାଇସରଙ୍କୁ କର ଦେବା ଉଚିତ୍ ହେବ, ନା ନାହିଁ?”

18 କିନ୍ତୁ ଯୀଶୁ ସେମାନଙ୍କ ଦୁଷ୍ଟତା ବୁଝି ପାରିଲେ। ସେ କହିଲେ, “ହେ କପଟୀଗଣ! ମୋତେ ଫାନ୍ଦରେ ପକାଇବାକୁ କାହିଁକି ଚେଷ୍ଟା କରୁଛ? 19 କର ଦେବା ପାଇଁ ବ୍ୟବହୃତ ହେଉଥିବା ଗୋଟେ ମୁଦ୍ରା ମୋତେ ଦେଖାଅ।” ସେମାନେ ଯୀଶୁଙ୍କୁ ଗୋଟିଏ ରୌପ୍ୟମୁଦ୍ରା [b] ଦେଖାଇଲେ। 20 ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ଏ ମୁଦ୍ରାର ଉପରେ କାହାର ଛବି ଓ ନାମ ଖୋଦିତ ହୋଇଛି?”

21 ଲୋକମାନେ କହିଲେ, “କାଇସରଙ୍କର।”

ତା’ପରେ ଯୀଶୁ ସେମାନଙ୍କୁ କହିଲେ, “ଯାହା କାଇସରଙ୍କର ତାହା କାଇସରଙ୍କୁ ଦିଅ ଓ ଯାହା ପରମେଶ୍ୱରଙ୍କର, ତାହା ପରମେଶ୍ୱରଙ୍କୁ ଦିଅ।”

22 ଏ କଥା ଶୁଣି ସେମାନେ ଆଶ୍ଚର୍ଯ୍ୟ ହୋଇଗଲେ ଓ ତାହାଙ୍କୁ ଛାଡ଼ି ସେଠାରୁ ଗ୍ଭଲିଗଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center