Print Page Options
Previous Prev Day Next DayNext

New Testament in a Year

Read the New Testament from start to finish, from Matthew to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ମାଥିଉ ଲିଖିତ ସୁସମାଗ୍ଭର 22:23-46

କେତେକ ସାଦ୍ଦୂକୀ ଯୀଶୁଙ୍କୁ ଫାନ୍ଦରେ ପକେଇବା ପାଇଁ ଚେଷ୍ଟା(A)

23 ସେହି ଦିନ କେତେକ ସାଦ୍ଦୂକୀ [a] ଯୀଶୁଙ୍କ ପାଖକୁ ଆସିଲେ। ସାଦ୍ଦୂକୀମାନେ ବିଶ୍ୱାସ କରନ୍ତି, ଯେ ଲୋକେ ମୃତ୍ୟୁରୁ ପୁନର୍ଜୀବିତ ହୁଅନ୍ତି ନାହିଁ। ସାଦ୍ଦୂକୀମାନେ ଯୀଶୁଙ୍କୁ ଗୋଟିଏ ପ୍ରଶ୍ନ ପଗ୍ଭରିଲେ। 24 ସେମାନେ କହିଲେ, “ହେ ଗୁରୁ, ମୋଶା ଆମ୍ଭକୁ କହିଛନ୍ତି ଯଦି କୌଣସି ଲୋକ ସନ୍ତାନ ନ ଥାଇ ମରିଯାଏ, ତେବେ ତା’ର ଭାଇ ତା’ର ସ୍ତ୍ରୀକୁ ନିଶ୍ଚୟ ବିବାହ କରିବ, ଅତଏବ ନିଜ ମୃତ ଭାଇ ପାଇଁ ସେମାନେ ସନ୍ତାନ ଜନ୍ମ କରିବେ। 25 ଆମ୍ଭ ଭିତରେ ସାତ ଭାଇ ଥିଲେ। ପ୍ରଥମ ଜଣକ ବିବାହ କରିଥିଲା। କିନ୍ତୁ ପରେ ମରିଗଲା। ତା’ର କୌଣସି ସନ୍ତାନ ନ ଥିଲେ। ତେଣୁ ତା’ର ଭାଇ ସେହି ସ୍ତ୍ରୀଲୋକଟିକୁ ବିବାହ କଲା। 26 ଦ୍ୱିତୀୟ ଭାଇଟି ମଧ୍ୟ ମରିଗଲା। ଏହା ପରେ ତୃତୀୟ ଭାଇ ଓ ଅନ୍ୟ ସବୁ ଭାଇଙ୍କର ସେହି ଅବସ୍ଥା ହେଲା। 27 ଶେଷରେ ସେ ସ୍ତ୍ରୀଲୋକଟି ମଧ୍ୟ ମରିଗଲା। 28 କିନ୍ତୁ ସମସ୍ତ ସାତ ଭାଇ ତାହାକୁ ବିବାହ କରିଥିଲେ। ତେବେ କୁହନ୍ତୁ, ପୁନରୁ‌ତ୍‌ଥାନ ପରେ ସେ କାହାର ସ୍ତ୍ରୀ ହେବ?”

29 ଯୀଶୁ କହିଲେ, “ଏ କଥା ତୁମ୍ଭେ ବୁଝିପାରୁନ। କାରଣ ଶାସ୍ତ୍ର କ’ଣ କୁହେ ଜାଣ ନାହିଁ। ଏବଂ ପରମେଶ୍ୱରଙ୍କ ଶକ୍ତି ବିଷୟରେ ତୁମ୍ଭେମାନେ କିଛି ଜାଣି ନାହଁ। 30 ତୁମ୍ଭର ବୁଝି ରଖିବା ଉଚିତ୍ ଯେ, ଯେତେବେଳେ ଲୋକମାନେ ମୃତ୍ୟୁରୁ ବଞ୍ଚି ଉଠିବେ, ସେତେବେଳେ କୌଣସି ବିବାହ ହେବ ନାହିଁ। ପୁନର୍ଜୀବନ ଲାଭ କରିବା ପରେ ଲୋକମାନେ କେହି କାହାକୁ ବାହା ହେବେନି। ସେମାନେ ସ୍ୱର୍ଗରେ ସମସ୍ତେ ସ୍ୱର୍ଗଦୂତମାନଙ୍କ ଭଳି ହେବେ। 31 ମୃତର ପୁନରୁ‌ତ୍‌ଥାନ ବିଷୟରେ ପରମେଶ୍ୱର ତୁମ୍ଭକୁ କ’ଣ କହିଛନ୍ତି, ତାହା କ’ଣ ତୁମ୍ଭେ ପଢ଼ି ନାହଁ? 32 ପରମେଶ୍ୱର କହିଛନ୍ତି, ‘ମୁଁ ଅବ୍ରହାମଙ୍କ ପରମେଶ୍ୱର, ଇ‌‌ସ୍‌‌ହାକଙ୍କ ପରମେଶ୍ୱର ଓ ଯାକୁବଙ୍କ [b] ପରମେଶ୍ୱର ଅଟେ।’ [c] ଯଦି ନିଜେ ପରମେଶ୍ୱର କହିଛନ୍ତି ଯେ ସେ ସେମାନଙ୍କର ପରମେଶ୍ୱର, ତେବେ ସେମାନେ ବାସ୍ତବରେ ମୃତ ନୁହନ୍ତି। କାରଣ ପରମେଶ୍ୱର ମୃତ ଲୋକମାନଙ୍କର ପରମେଶ୍ୱର ନୁହନ୍ତି, କିନ୍ତୁ ଜୀବିତ ମାନଙ୍କର ଅଟନ୍ତି।”

33 ଲୋକମାନେ ଯୀଶୁଙ୍କ ଉପଦେଶ ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ।

କେଉଁ ଆଜ୍ଞା ସବୁଠାରୁ ବଡ଼(B)

34 ଫାରୂଶୀମାନେ ଶୁଣିଲେ ଯେ ଯୀଶୁଙ୍କ ଉତ୍ତରରେ ସାଦ୍ଦୂକୀମାନେ ‌‌‌‌‌‌‌‌‌‌ଚୁପ୍‌‌‌‌‌‌‌‌‌ ହୋଇଗଲେ। ତା’ପରେ ସେମାନେ ସମସ୍ତେ ଏକାଠି ହେଲେ। 35 ଜଣେ ଫାରୂଶୀ ମୋଶାଙ୍କ ବ୍ୟବସ୍ଥା ବିଷୟରେ ଦକ୍ଷ ଥିଲା। ସେ ଯୀଶୁଙ୍କୁ ପରୀକ୍ଷାରେ ପକାଇବା ପାଇଁ ମନସ୍ଥ କରି ତାହାଙ୍କୁ ଗୋଟିଏ ପ୍ରଶ୍ନ ପଗ୍ଭରିଲା। 36 ସେ କହିଲା, “ହେ ଗୁରୁ, ମୋଶାଙ୍କ ବ୍ୟବସ୍ଥା ଭିତରୁ କେଉଁ ଆଦେଶଟି ସବୁଠାରୁ ଅଧିକ ମହତ୍ତ୍ୱପୂର୍ଣ୍ଣ?”

37 ଯୀଶୁ କହିଲେ, “ତୁମ୍ଭେ ସମ୍ପୂର୍ଣ୍ଣ ହୃଦୟ, ସମ୍ପୂର୍ଣ୍ଣ ଆତ୍ମା ଓ ସମ୍ପୂର୍ଣ୍ଣ ମନ ଦେଇ ପ୍ରଭୁ ତୁମ୍ଭର ପରମେଶ୍ୱରଙ୍କୁ ପ୍ରେମ କରିବ।’ [d] 38 ଏହା ପ୍ରଥମ ଓ ସବୁଠାରୁ ମହତ୍ତ୍ୱପୂର୍ଣ୍ଣ ଆଦେଶ। 39 ଦ୍ୱିତୀୟ ‘ଆଦେଶଟି ମଧ୍ୟ ପ୍ରଥମ ଆଦେଶ ଭଳି। ତାହା ହେଉଛି: ‘ତୁମ୍ଭେ ନିଜକୁ ଯେପରି ଭଲ ପାଅ, ଅନ୍ୟକୁ ମଧ୍ୟ ସେହିପରି ଭଲ ପାଅ।’ [e] 40 ସମସ୍ତ ବ୍ୟବସ୍ଥା ଓ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାମାନଙ୍କର ଲେଖାଗୁଡ଼ିକ ଏହି ଦୁଇଟି ଆଦେଶ ଉପରେ ଆଧାରିତ।”

ଫାରୂଶୀମାନଙ୍କୁ ଯୀଶୁଙ୍କର ଗୋଟିଏ ପ୍ରଶ୍ନ(C)

41 ଯେତେବେଳେ ଫାରୂଶୀମାନେ ଏକାଠି ଥିଲେ, ଯୀଶୁ ସେମାନଙ୍କୁ ଗୋଟିଏ ପ୍ରଶ୍ନ ପଗ୍ଭରିଲେ। 42 ଯୀଶୁ କହିଲେ, “ଖ୍ରୀଷ୍ଟଙ୍କ ବିଷୟରେ ତୁମ୍ଭେମାନେ କ’ଣ ମନେ କରୁଛ? ସେ କାହାର ପୁଅ?”

ସେମାନେ କହିଲେ, “ଦାଉଦଙ୍କ ପୁଅ।”

43 ଯୀଶୁ ଫାରୂଶୀମାନଙ୍କୁ ପଗ୍ଭରିଲେ, “ଦାଉଦ ତାହାଙ୍କୁ ‘ପ୍ରଭୁ’ ବୋଲି କାହିଁକି ସମ୍ବୋଧନ କଲେ? ଦାଉଦ ପବିତ୍ରଆତ୍ମାଙ୍କ ଶକ୍ତିରେ କହୁଥିଲେ। ଦାଉଦ କହିଲେ:

44 “ପ୍ରଭୁ ମୋର ପ୍ରଭୁ ଖ୍ରୀଷ୍ଟଙ୍କୁ କହିଥିଲେ,
ମୁଁ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ନିୟନ୍ତ୍ରଣରେ ଦେବି
    ଏବଂ ତୁମ୍ଭେ ମୋର ଡାହାଣ ପଟେ ବସିବ।”(D)

45 ଯଦି ଦାଉଦ ଖ୍ରୀଷ୍ଟଙ୍କୁ ‘ପ୍ରଭୁ’ ବୋଲି କହୁଛନ୍ତି। ତେବେ ଖ୍ରୀଷ୍ଟ କିପରି ଦାଉଦଙ୍କ ପୁଅ ହୋଇ ପାରିବେ?”

46 ଜଣେ ହେଲେ ଫାରୂଶୀ ଯୀଶୁଙ୍କ ପ୍ରଶ୍ନର ଉତ୍ତର ଦେଇ ପାରିଲେ ନାହିଁ। ସେହି ଦିନଠାରୁ ଯୀଶୁଙ୍କୁ ଆଉ କୌଣସି ପ୍ରଶ୍ନ ପଗ୍ଭରି ଫାନ୍ଦରେ ପକାଇବାକୁ କେହିହେଲେ ଚେଷ୍ଟା କରିବାକୁ ସାହସ କଲେ ନାହିଁ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center