New Testament in a Year
23 “ରେ କପଟୀ ଯିହୂଦୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ! ତୁମ୍ଭକୁ ଧିକ୍! ତୁମ୍ଭ ପାଖରେ ଯାହା ଅଛି, ତା’ର ଦଶ ଭାଗରୁ ଏକ ଭାଗ, ଏପରିକି ନିଜର ପୋଦିନା, ପାନମଧୁରୀ ଓ ଜୀରାର ମଧ୍ୟ ଦଶ ଭାଗରୁ ଏକ ଭାଗ ତୁମ୍ଭେ ପରମେଶ୍ୱରଙ୍କୁ ଦେଉଛ, କିନ୍ତୁ ତୁମ୍ଭେମାନେ ନିୟମର ଅଧିକ ନ୍ୟାୟ, ଦୟା ଓ ବିଶ୍ୱାସ ଭଳି ମହତ୍ତ୍ୱପୂର୍ଣ୍ଣ ଉପଦେଶ ଗୁଡ଼ିକୁ ପାଳନ କରୁ ନାହଁ। ମାତ୍ର ଏଗୁଡ଼ିକ ତୁମ୍ଭର ପାଳନ କରିବା ଉଚିତ୍। ଅନ୍ୟ ଉପଦେଶଗୁଡ଼ିକୁ ମଧ୍ୟ ନିୟମିତ ରୂପରେ ତୁମ୍ଭର ପାଳନ କରିବା ଉଚିତ୍। 24 ତୁମ୍ଭେମାନେ ଲୋକଙ୍କୁ ମାର୍ଗ ବତାଉଛ, କିନ୍ତୁ ତୁମ୍ଭେମାନେ ନିଜେ ଅନ୍ଧ। ତୁମ୍ଭେମାନେ ଏହି ପ୍ରକାରର ଅଟ। ତୁମ୍ଭମାନଙ୍କ ପାନୀୟ ଭିତରୁ ମାଛିକୁ ଛାଣ ଓ ଓଟକୁ ଗିଳି ପକାଅ।
25 “ରେ କପଟୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ! ତୁମ୍ଭେମାନେ ଧିକ! ତୁମ୍ଭେମାନେ ତୁମ୍ଭର ଥାଳିଗିନାର ବାହାର ପଟ ଭଲ ଭାବରେ ଧୋଉଛ। କିନ୍ତୁ ତୁମ୍ଭମାନଙ୍କର ଅନ୍ତର ଅନ୍ୟକୁ ଠକି ନିଜକୁ ତୋଷିବା ପଦାର୍ଥରେ ପୂର୍ଣ୍ଣ କରୁଛ। 26 ରେ ଅନ୍ଧ ଫାରୂଶୀମାନେ! ପ୍ରଥମେ ଗିନାର ଭିତର ପଟ ମାଜି ସଫା କର। କିନ୍ତୁ ବାସ୍ତବରେ ଗିନାର ଭିତର ପଟ ସଫା ରହିଲେ ବାହାର ପଟ ମଧ୍ୟ ସଫା ହୋଇ ପାରିବ।
27 “ରେ କପଟୀ ଧର୍ମଶାସ୍ତ୍ରୀମାନେ! ରେ ଫାରୂଶୀମାନେ ତୁମ୍ଭକୁ ଧିକ୍! ତୁମ୍ଭେ ସବୁ ଧଳାରଙ୍ଗ ବୋଳା ହୋଇଥିବା ସମାଧି ଭଳି। ଏହି ସମାଧିମାନଙ୍କର ବାହାର ପଟ ସୁନ୍ଦର ଦେଖାଯାଏ। କିନ୍ତୁ ସମାଧି ଭିତର ମଲା ଲୋକର କେବଳ କଙ୍କାଳ ଥାଏ। ସବୁ ପ୍ରକାର ଅପରିଷ୍କାର ଜିନିଷ ତା’ ଭିତରେ ଥାଏ। 28 ଠିକ୍ ସେହିଭଳି ତୁମ୍ଭେ ବାହାରୁ ତ ଅନ୍ୟମାନଙ୍କୁ ସୁନ୍ଦର ଦେଖା ଯାଉଛ, କିନ୍ତୁ ଭିତରେ ତୁମ୍ଭେ ଚ୍ଛନ୍ଦ କପଟ ଓ ଖରାପ ଗୁଣରେ ପରିପୂର୍ଣ୍ଣ।
29 “ରେ କପଟୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ! ତୁମ୍ଭେ ଭବିଷ୍ୟଦ୍ବକ୍ତାମାନଙ୍କ ପାଇଁ ସମାଧି ତିଆରି କରୁଛ। ଯେଉଁ ଲୋକମାନେ ଭଲ ଜୀବନ କଟାଇଥିଲେ, ତୁମ୍ଭେମାନେ ତାହାଙ୍କ ସମାଧି ସୁଶୋଭିତ କରୁଛ। 30 ଏବଂ ତୁମ୍ଭେମାନେ କହୁଛ ଯେ ‘ଆମ୍ଭେ ଯଦି ଆମ୍ଭ ପୂର୍ବପୁରୁଷଙ୍କ ସମକାଳୀନ ହୋଇଥାଆନ୍ତୁ, ତେବେ ଏହି ଭବିଷ୍ୟଦ୍ବକ୍ତାମାନଙ୍କୁ ମାରିଦେବା ପାଇଁ ଆମ୍ଭେ କେବେ ହେଲେ ସାହାଯ୍ୟ କରି ନ ଥା’ନ୍ତୁ।’ 31 ତୁମ୍ଭେ ପ୍ରମାଣିତ କରି ଦେଉଛ ଯେ ତୁମ୍ଭେମାନେ ସେହି ଲୋକମାନଙ୍କର ବଂଶଧର ଯେଉଁମାନେ ଭବିଷ୍ୟଦ୍ବକ୍ତାମାନଙ୍କୁ ହତ୍ୟା କଲେ। 32 ତୁମ୍ଭର ପୂର୍ବପୁରୁଷ ଯେଉଁ ପାପ ଆରମ୍ଭ କରିଦେଇଥିଲେ, ତୁମ୍ଭେ ତାହାକୁ ଶେଷ କରିବ।
33 “ତୁମ୍ଭେମାନେ ସର୍ପ ଭଳି। ତୁମ୍ଭେ ବିଷଧର ସର୍ପ କୁଳରେ ଜନ୍ମ ହୋଇଛ। ତୁମ୍ଭେ ପରମେଶ୍ୱରଙ୍କଠାରୁ ରକ୍ଷା ପାଇବ ନାହିଁ। ତୁମ୍ଭ ସମସ୍ତଙ୍କୁ ଦୋଷୀ ବୋଲି ବିଗ୍ଭର କରାଯିବ ଓ ତୁମ୍ଭେମାନେ ନର୍କକୁ ଯିବ। 34 ତେଣୁ ମୁଁ ତୁମ୍ଭକୁ ଏହା କହୁଛି: ମୁଁ ତୁମ୍ଭକୁ ଭବିଷ୍ୟଦ୍ବକ୍ତାମାନଙ୍କ ଜ୍ଞାନୀଲୋକ ଓ ଗୁରୁମାନଙ୍କ ପାଖକୁ ପଠାଉଛି। ତୁମ୍ଭେ ସେମାନଙ୍କ ମଧ୍ୟରୁ କେତେକଙ୍କୁ ମାରିବ, କ୍ରୁଶରେ ଚଢ଼ାଇ ତୁମ୍ଭେ କେତେକଙ୍କୁ ହତ୍ୟା କରିବ। ତୁମ୍ଭର ସମାଜଗୃହରେ ତୁମ୍ଭେ କେତେକଙ୍କୁ ହତ୍ୟା କରିବ। ତୁମ୍ଭର ସମାଜଗୃହରେ ତୁମ୍ଭେ କେତେକଙ୍କୁ କୋରଡ଼ା ମାରିବ। ସହରରୁ ସହର ତୁମ୍ଭେମାନେ ସେମାନଙ୍କର ପଛେ ପଛେ ଯାଇ କେତେକଙ୍କୁ ତାଡ଼ନା କରିବ।
35 “ତେଣୁ ଧାର୍ମିକ ଲୋକ ହେବଲଙ୍କଠାରୁ ଆରମ୍ଭ କରି ବେରିଖିୟଙ୍କ ପୁତ୍ର ଯିଖରିୟଙ୍କ ପର୍ଯ୍ୟନ୍ତ ଏ ପୃଥିବୀରେ ଯେତେ ଭଲ ଲୋକଙ୍କୁ ମାରି ଦିଆଯାଇଛି, ସେଥିପାଇଁ ତୁମ୍ଭେମାନେ ଦୋଷୀ ସାବ୍ୟସ୍ତ ହେବ। ବେରିଖିୟଙ୍କ ପୁତ୍ର ଯିଖରିୟଙ୍କୁ ମନ୍ଦିର ଓ ବେଦୀ ମଧ୍ୟସ୍ଥଳରେ ତୁମ୍ଭେମାନେ ହତ୍ୟା କରିଥିଲ। 36 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି ଯେ, ବର୍ତ୍ତମାନ ତୁମ୍ଭ ସହ ଜୀବିତ ଥିବା ଲୋକମାନଙ୍କ ପାଇଁ ଏହି ସମସ୍ତ କଥା ଘଟିବ।
ଯିରୁଶାଲମର ଲୋକମାନଙ୍କୁ ଯୀଶୁଙ୍କ ସତର୍କତା(A)
37 “ଯିରୁଶାଲମ, ରେ ଯିରୁଶାଲମ! ତୁ ଭବିଷ୍ୟଦ୍ବକ୍ତାମାନଙ୍କୁ ହତ୍ୟା କରିଛୁ। ପରମେଶ୍ୱର ଯେଉଁମାନଙ୍କୁ ତୋ’ ପାଖକୁ ପଠାଇଥିଲେ, ତୁ ସେମାନଙ୍କୁ ପଥର ଫୋପାଡ଼ି ହତ୍ୟା କରିଛୁ। ତୋର ଲୋକମାନଙ୍କୁ ମୁଁ ବହୁତ ଥର ସାହାଯ୍ୟ କରିବାକୁ ଇଚ୍ଛା କରିଥିଲି। ଯେଭଳି ଗୋଟିଏ କୁକୁଡ଼ା ନିଜ ଛୁଆମାନଙ୍କୁ ନିଜ ପକ୍ଷତଳେ ଏକାଠି କରେ, ସେହିପରି ତୋର ସମସ୍ତ ସନ୍ତାନମାନଙ୍କୁ ଏକାଠି କରିବା ପାଇଁ ମୁଁ ଅନେକ ଥର ଗ୍ଭହିଁଥିଲି। କିନ୍ତୁ ତୁ ମୋତେ ତାହା କରେଇ ଦେଲୁ ନାହିଁ। 38 ବର୍ତ୍ତମାନ ତୋର ଘର ପୁରାପୁରି ଉଜୁଡ଼ି ଯିବ। 39 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି ଯେ, ଯେପର୍ଯ୍ୟନ୍ତ ତୁମ୍ଭେମାନେ ମୋତେ ନ କହିଛ: ‘ଯିଏ ପ୍ରଭୁଙ୍କ ନାମରେ ଆସୁଛନ୍ତି, ସେ ଧନ୍ୟ, ସେପର୍ଯ୍ୟନ୍ତ ତୁମ୍ଭେମାନେ ମୋତେ ଆଉ ଦେଖି ପାରିବ ନାହିଁ’। [a]”
2010 by World Bible Translation Center