Print Page Options
Previous Prev Day Next DayNext

New Testament in a Year

Read the New Testament from start to finish, from Matthew to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ମାଥିଉ ଲିଖିତ ସୁସମାଗ୍ଭର 24:1-28

ମନ୍ଦିର ଧ୍ୱଂସ ବିଷୟରେ ଭବିଷ୍ୟ‌‌‌‌‌‌‌ଦ୍‌‌ବାଣୀ(A)

24 ଯୀଶୁ ମନ୍ଦିର ଛାଡ଼ି ବାହାରି ଆସିଲେ ଓ ଗ୍ଭଲି ଯାଉଥିଲେ। ସେହି ସମୟରେ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ମନ୍ଦିରର ଭବନଗୁଡ଼ିକୁ ଦେଖାଇବା ପାଇଁ ତାହାଙ୍କ ପାଖକୁ ଆସିଲେ। ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ଏହି ଭବନଗୁଡ଼ିକୁ ତୁମ୍ଭେମାନେ ଦେଖି ପାରୁଛ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ସବୁତକ ଭବନ ଧ୍ୱଂସ ହୋଇଯିବ। ଏଥିର ଗୋଟିଏ ହେଲେ ପଥର ଅନ୍ୟଟି ଉପରେ ରହିପାରିବ ନାହିଁ। ସବୁତକ ପଥର ଅନ୍ୟଟି ଉପରେ ରହି ପାରିବ ନାହିଁ। ସବୁତକ ପଥର ଭୁଇଁ ଉପରେ କୁଢ଼େଇ ହୋଇ ପଡ଼ିବ।”

ପରେ ଯେତେବେଳେ ଯୀଶୁ ଜୀତପର୍ବତ ଉପରେ ବସି ଥିଲେ, ତାହାଙ୍କର ଶିଷ୍ୟମାନେ ସେ ଏକାନ୍ତରେ ଥିବା ସମୟରେ ତାହାଙ୍କ ପାଖକୁ ଆସିଲେ। ସେମାନେ ପଗ୍ଭରିଲେ, “ଆମ୍ଭକୁ କୁହନ୍ତୁ, ଏସବୁ ଘଟଣା କେବେ ଘଟିବ? କେଉଁ ସଙ୍କେତ ଦେଖାଇବ ଯେ ଆପଣଙ୍କ ପୁନର୍ବାର ଆସିବା ଓ ଜଗତର ଅନ୍ତ ହେବା ସମୟ ହେଲାଣି?”

ଯୀଶୁ ଉତ୍ତର ଦେଲେ, “ସାବଧାନ ହୁଅ! ତୁମ୍ଭମାନଙ୍କୁ ଯେପରି କେହି ପଥଭ୍ରଷ୍ଟ ନ କରେ। ମୁଁ ତୁମ୍ଭମାନଙ୍କୁ ଏ କଥା ଏଥିପାଇଁ କହୁଛି ଯେ, ଅନେକ ଲୋକ ମୋ’ ନାମରେ ଆସିବେ ଓ କହିବେ ‘ମୁଁ ନିଜେ ଖ୍ରୀଷ୍ଟ,’ ଓ ସେମାନେ ଅନେକ ଲୋକଙ୍କୁ ପଥଭ୍ରଷ୍ଟ କରିବେ। ତୁମ୍ଭେମାନେ ଯୁଦ୍ଧ ବିଷୟରେ ଓ ଯୁଦ୍ଧର ଗୁଜବ ବିଷୟରେ ଶୁଣିବ। କିନ୍ତୁ ଦେଖ! ଭୟ କରିବ ନାହିଁ। ଅନ୍ତକାଳ ଆସିବା ପୂର୍ବରୁ ଏସବୁ ଘଟଣା ନିଶ୍ଚୟ ଘଟିବ। ଗୋଟିଏ ଜାତି ଅନ୍ୟ ଜାତିର ବିରୁଦ୍ଧରେ ଓ ଗୋଟିଏ ରାଜ୍ୟ ଅନ୍ୟ ଗୋଟିଏ ରାଜ୍ୟ ବିରୁଦ୍ଧରେ ଠିଆ ହେବ। ବିଭିନ୍ନ ସ୍ଥାନରେ ଦୁର୍ଭିକ୍ଷ ପଡ଼ିବ ଓ ଭୂମିକମ୍ପ ହେବ। କିନ୍ତୁ ଏ ଘଟଣାଗୁଡ଼ିକ କେବଳ ପ୍ରଥମ ପ୍ରସବବେଦନା ଭଳି ହେବ।

“ସେତେବେଳେ ଲୋକେ ତୁମ୍ଭମାନଙ୍କ ପ୍ରତି ଖରାପ ବ୍ୟବହାର କରିବେ। ସେମାନେ ତୁମ୍ଭମାନଙ୍କୁ ଦଣ୍ଡ ଦେବା ପାଇଁ ଧରାଇ ଦେବେ। ସେମାନେ ତୁମ୍ଭମାନଙ୍କୁ ମାରିଦେବେ। ତୁମ୍ଭେମାନେ ମୋର ଶିଷ୍ୟ ହୋଇଥିବା ଯୋଗୁଁ ସମସ୍ତ ଦେଶର ଲୋକମାନେ ତୁମ୍ଭମାନଙ୍କୁ ଘୃଣା କରିବେ। 10 ସେତେବେଳେ ଅନେକ ବିଶ୍ୱାସୀ ଲୋକ ବିଶ୍ୱାସ ହରେଇ ବସିବେ। ସେମାନେ ପରସ୍ପରର ବିରୋଧୀ ହେବେ ଓ ପରସ୍ପରକୁ ଘୃଣା କରିବେ। 11 ଅନେକ ଭଣ୍ଡ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ବାହାରିବେ। ସେମାନେ ଅନେକ ଲୋକଙ୍କୁ ଠକିବେ, ଓ ସେମାନଙ୍କ କଥାରେ ପଡ଼ି ଅନେକ ଲୋକ ଭୁଲ୍ କଥାରେ ବିଶ୍ୱାସ କରିବେ। 12 ସଂସାରରେ ମନ୍ଦ ବଢ଼ି ବଢ଼ି ଗ୍ଭଲିବ। ଅଧିକାଂଶ ବିଶ୍ୱାସୀ ଲୋକଙ୍କର ପରମେଶ୍ୱରଙ୍କ ପ୍ରେମ ଲୋପ ପାଇଯିବ। 13 କିନ୍ତୁ ଯେଉଁ ଲୋକ ଶେଷ ପର୍ଯ୍ୟନ୍ତ ଦୃଢ଼ ଭାବରେ ତିଷ୍ଠି ରହିବ ସେ ଉଦ୍ଧାର ପାଇବ। 14 ଈଶ୍ୱରଙ୍କ ରାଜ୍ୟର ସୁସମାଗ୍ଭର ସାରା ଜଗତରେ ପ୍ରଗ୍ଭରିତ ହେବ। ସମସ୍ତ ଦେଶର ଲୋକମାନେ ଏହା ଶୁଣିବେ। ତା’ପରେ ଅନ୍ତକାଳ ଆସିବ।

15 “ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ଦାନିୟେଲ ‘ଧ୍ୱଂସ ସାଧକ ଭୟଙ୍କର ବସ୍ତୁ’ [a] ବିଷୟରେ କହିଲେ। ଏହି ଭୟଙ୍କର ବସ୍ତୁଟି ପବିତ୍ର ସ୍ଥାନରେ ଠିଆ ହୋଇଥିବାର ଦେଖାଯିବ।’’ (ଏହାକୁ ପ‌ଢ଼ୁଥିବା ଲୋକେ ଏହାର ଅର୍ଥ ବୁଝି ପାରିବା ଉଚିତ୍।) 16 “ସେତେବେଳେ ଯିହୂଦାର ଲୋକମାନେ ପର୍ବତ ଆଡ଼କୁ ପଳେଇଯିବା ଉଚିତ୍। 17 ସେତେବେଳେ କୌଣସି ଜିନିଷ ପାଇଁ ତିଳେ ହେଲେ ସମୟ ନଷ୍ଟ କରିବା ଉଚିତ୍ ନୁହେଁ। ସେତେବେଳେ ଘରର ଛାତ ଉପରେ ଥିବା ଲୋକ ଘରୁ କୌଣସି ଜିନିଷ ପାଇବା ପାଇଁ ତଳକୁ ଓହ୍ଲେଇ ନ ଆସୁ। 18 ଜମିରେ ଥିବା ବ୍ୟକ୍ତି ନିଜର ଗ୍ଭଦର ଆଣିବାକୁ ଫେରି ନ ଯାଉ।

19 “ଯେଉଁ ମହିଳାମାନେ ଗର୍ଭବତୀ ଥିବେ, କି ଯାହା କୋଳରେ ଶିଶୁଟିଏ ଥିବ ସେମାନେ ଏହି ସମୟରେ ବହୁତ କଷ୍ଟ ଭୋଗିବେ। 20 କିନ୍ତୁ ପ୍ରାର୍ଥନା କର ଯେ ଶୀତଦିନ କି ବିଶ୍ରାମ ଦିବସ [b]ରେ ଏଗୁଡ଼ିକ ନ ଘଟୁ ଯେପରି ତୁମ୍ଭକୁ ପଳାଇବାକୁ ନ ପଡ଼େ। 21 କାରଣ ସେତେବେଳେ ଏତେ ଅଧିକ ବିପଦ ଆସିବ ଯେ ସେଭଳି ବିପଦ ସୃଷ୍ଟିର ଆରମ୍ଭ କାଳରୁ ଏ ପର୍ଯ୍ୟନ୍ତ ଆସି ନାହିଁ କି ଭବିଷ୍ୟତରେ ଆସିବ ନାହିଁ।

22 “ପରମେଶ୍ୱର ଏହି ବିପଦପୂର୍ଣ୍ଣ ସମୟକୁ କମେଇ ଦେବାକୁ ସ୍ଥିର କରିଛନ୍ତି, ନ ହେଲେ କେହି ବଞ୍ଚି ରହି ପାରିବେ ନାହିଁ। କିନ୍ତୁ ପରମେଶ୍ୱର ଯେଉଁମାନଙ୍କୁ ବାଛିଛନ୍ତି, କେବଳ ସେହିମାନଙ୍କ ପାଇଁ ସେହି ସମୟକୁ କମେଇ ଦେଇଛନ୍ତି।

23 “ସେହି ସମୟରେ କେତେକ ଲୋକ ତୁମ୍ଭକୁ କହିପାରନ୍ତି ‘ଦେଖ, ଖ୍ରୀଷ୍ଟ ଏଠାରେ ଅଛନ୍ତି’ କି ‘ଖ୍ରୀଷ୍ଟ ସେଠାରେ ଅଛନ୍ତି।’ କିନ୍ତୁ ସେମାନଙ୍କୁ ବିଶ୍ୱାସ କରିବ ନାହିଁ। 24 ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାମାନେ ବାହାରିବେ। ସେମାନେ ବହୁତ ବଡ଼ ବଡ଼ ଆଶ୍ଚର୍ଯ୍ୟଜନକ କାମ କରିବେ ଓ ଚମତ୍କାର ପ୍ରଦର୍ଶନ କରିବେ, ଯଦି ସମ୍ଭବ ହୁଏ, ତେବେ ପରମେଶ୍ୱରଙ୍କ ଦ୍ୱାରା ମନୋନୀତ ଲୋକମାନଙ୍କୁ ମଧ୍ୟ ସେମାନେ ବୋକା ବନେଇ ଦେବାକୁ ଚେଷ୍ଟା କରିବେ। 25 ଏ ଗୁଡ଼ିକ ଘଟିବା ପୂର୍ବରୁ ମୁଁ ତୁମ୍ଭକୁ ଚେତାବନୀ ଦେଉଛି।

26 “କିଛି ଲୋକେ ତୁମ୍ଭକୁ କହି ପାରନ୍ତି: ‘ଦେଖ, ଖ୍ରୀଷ୍ଟ ଜନବିହୀନ ମରୁଭୂମି ଅଞ୍ଚଳରେ ଅଛନ୍ତି!’ କିନ୍ତୁ ତୁମ୍ଭେ ଖ୍ରୀଷ୍ଟଙ୍କୁ ଖୋଜିବା ପାଇଁ ଜନବିହୀନ ମରୁଭୂମି ଅଞ୍ଚଳକୁ ଯିବ ନାହିଁ। ବା ସେମାନେ ତୁମ୍ଭକୁ କହି ପାରନ୍ତି: ‘ଖ୍ରୀଷ୍ଟ ସେହି କୋଠରୀରେ ଅଛନ୍ତି।’ କିନ୍ତୁ ତୁମ୍ଭେ ସେମାନଙ୍କୁ ବିଶ୍ୱାସ କରିବ ନାହିଁ। 27 ଆକାଶରେ ବିଜୁଳି ମାରିଲେ ପୂର୍ବରୁ ଆରମ୍ଭ ହୋଇ ପଶ୍ଚିମ ଆକାଶ ପର୍ଯ୍ୟନ୍ତ ବ୍ୟାପି ଯାଏ ଓ ଯେପରି ସମସ୍ତେ ତାହା ଦେଖି ପାରନ୍ତି ଠିକ୍ ସେହିଭଳି ମନୁଷ୍ୟପୁତ୍ରଙ୍କ ଆସିବା ସମୟରେ ସମସ୍ତେ ଦେଖି ପାରିବେ। 28 ଯେଉଁ ସ୍ଥାନରେ ତୁମ୍ଭେ ଶାଗୁଣାମାନଙ୍କୁ ଏକାଠି ହୋଇଥିବାର ଦେଖ, ତୁମ୍ଭେ ସହଜରେ ଜାଣିପାର ଯେ ସେହି ସ୍ଥାନରେ ଗୋଟିଏ ମଲା ଜୀବ ପଡ଼ିଛି। ଠିକ୍ ସେହିଭଳି ମୋର ଆସିବା ଦିନ ଏହି ପ୍ରକାର ହେବ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center