Print Page Options
Previous Prev Day Next DayNext

New Testament in a Year

Read the New Testament from start to finish, from Matthew to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ମାଥିଉ ଲିଖିତ ସୁସମାଗ୍ଭର 26:1-25

ଯିହୂଦୀ ନେତାମାନଙ୍କର ଯୀଶୁଙ୍କୁ ହତ୍ୟା କରିବା ପାଇଁ ଷଡ଼ଯନ୍ତ୍ର(A)

26 ଏହିସବୁ କଥା କହି ସାରିବା ପରେ ଯୀଶୁ ନିଜର ଶିଷ୍ୟମାନଙ୍କୁ କହିଲେ, “ଦୁଇ ଦିନ ପରେ ନିସ୍ତାରପର୍ବ ହେବା କଥା ତୁମ୍ଭେ ଜାଣ। ସେହି ଦିନ କ୍ରୁଶରେ ଚଢ଼ାଇ ମନୁଷ୍ୟପୁତ୍ରଙ୍କୁ ମାରି ଦେବା ପାଇଁ ତାହାଙ୍କ ଶତ୍ରୁମାନଙ୍କ ହାତରେ ଦେଇ ଦିଆଯିବ।”

ତା’ପରେ ପ୍ରଧାନଯାଜକ ଓ ଲୋକମାନଙ୍କ ପ୍ରାଚୀନ ନେତାମାନେ କୟାଫା ନାମକ ମହାଯାଜକଙ୍କ ଭବନର ଅଗଣାରେ ଏକାଠି ହେଲେ। ସେମାନେ ଯୀଶୁଙ୍କୁ କପଟରେ ବନ୍ଦୀ କରି ତାହାଙ୍କୁ ମାରିଦେବା ପାଇଁ ଯୋଜନା କଲେ। କିନ୍ତୁ ବୈଠକରେ ସେମାନେ କଥାବାର୍ତ୍ତା ହେଲେ, “ଆମ୍ଭେ ନିସ୍ତାରପର୍ବ [a] ସମୟରେ ଏସବୁ କରିବା ଉଚିତ୍ ହେବ ନାହିଁ। କାରଣ ଲୋକମାନେ ଏଥିରେ ରାଗିଯାଇ ପାରନ୍ତି ଓ ଦଙ୍ଗାହାଙ୍ଗାମା କରି ପାରନ୍ତି।”

ଜଣେ ସ୍ତ୍ରୀଲୋକ ଏକ ବିଶେଷ କାର୍ଯ୍ୟ କଲେ(B)

ଯୀଶୁ ବେଥନୀୟାରେ ଥିଲେ। ସେ କୁଷ୍ଠରୋଗୀ ଶିମୋନର ଘରେ ରହିଥିଲେ। ଯୀଶୁ ସେଠାରେ ଥିବା ସମୟରେ ଜଣେ ସ୍ତ୍ରୀଲୋକ ତାହାଙ୍କ ପାଖରେ ଆସି ପହଞ୍ଚିଲା। ସେ ଗୋଟିଏ ପାତ୍ରରେ ବହୁ ମୂଲ୍ୟବାନ୍ ସୁଗନ୍ଧିତ ଅତର ଆଣିଥିଲା। ସେ ଅତରତକ ଯୀଶୁଙ୍କ ମୁଣ୍ତ ଉପରେ ଢାଳି ଦେଲା’ ସେତେବେଳେ ଯୀଶୁ ଖାଉଥିଲେ।

ଯୀଶୁଙ୍କ ଶିଷ୍ୟମାନେ ଏହା ଦେଖି ଅତ୍ୟନ୍ତ ରାଗିଗଲେ। ସେମାନେ କହିଲେ, “ଏତେ ଅପବ୍ୟୟ କାହିଁକି? ଏ ଅତରତକ ଅନେକ ଟଙ୍କାରେ ବିକାଯାଇ ସେଥିରୁ ମିଳିବା ଟଙ୍କା ଗରିବମାନଙ୍କ ମଧ୍ୟରେ ବଣ୍ଟା ଯାଇ ପାରିଥା’ନ୍ତା।”

10 ଯୀଶୁ ତାହା ଜାଣି ସେମାନଙ୍କୁ କହିଲେ, “କାହିଁକି ବୃଥାରେ ଏହି ସ୍ତ୍ରୀଲୋକକୁ ହଇରାଣ କରୁଛ? ସେ ମୋ’ ପାଇଁ ଗୋଟିଏ ବହୁତ ଭଲ କାମ କରିଛି। 11 ଗରିବମାନେ ତ ସବୁବେଳେ ତୁମ୍ଭ ସହିତ ଅଛନ୍ତି। [b] କିନ୍ତୁ ତୁମ୍ଭେ ମୋତେ ସବୁବେଳେ ପାଇବ ନାହିଁ। 12 ଏହି ସ୍ତ୍ରୀଲୋକ ମୋ’ ଦେହରେ ଅତର ଢାଳିଛି। ମୋର ସମାଧି ନିମନ୍ତେ ମୋତେ ପ୍ରସ୍ତୁତ କରିବା ପାଇଁ ସେ ଏହା କରିଛି, 13 ମୁଁ ତୁମ୍ଭକୁ ସତ୍ୟ କହୁଛି, ଏ ଜଗତରେ ସର୍ବତ୍ର ଲୋକମାନଙ୍କ ମଧ୍ୟରେ ସୁସମାଗ୍ଭର ଘୋଷଣା କରାଯିବ। ତା’ ସହିତ ଏ ସ୍ତ୍ରୀଲୋକଟି କ’ଣ କରିଥିଲା, ସେ ବିଷୟ ମଧ୍ୟ ଘୋଷଣା କରାଯିବ, ଲୋକମାନେ ତାକୁ ମନେ ରଖିବେ।”

ଯିହୂଦା ଯୀଶୁଙ୍କ ଶତ୍ରୁ ପାଲଟିଗଲେ(C)

14 ତା’ପରେ ଯୀଶୁଙ୍କର ବାରଜଣ ଶିଷ୍ୟଙ୍କ ମଧ୍ୟରୁ ଜଣେ ଯାଇ ପ୍ରଧାନଯାଜକମାନଙ୍କ ସହିତ କଥାବାର୍ତ୍ତା କଲା। ସେହି ଶିଷ୍ୟର ନାମ ଇଷ୍କାରିୟୋତ ଯିହୂଦା ଥିଲା। 15 ସେ କହିଲା, “ମୁଁ ତୁମ୍ଭମାନଙ୍କ ହାତରେ ଯୀଶୁଙ୍କୁ ଧରେଇ ଦେବି। ଏହା କରିବା ପାଇଁ ତୁମ୍ଭେମାନେ ମୋତେ କ’ଣ ଦେବ?’’ ଯାଜକମାନେ ଯିହୂଦାଙ୍କୁ ତିରି‌ଶ୍‌ଟି ରୂପାଟଙ୍କା ଦେଲେ। 16 ସେହି ସମୟରୁ ଯିହୂଦା ଯାଜକମାନଙ୍କ ହାତରେ ଯୀଶୁଙ୍କୁ ଧରାଇ ଦେବା ପାଇଁ ସୁଯୋଗର ଅପେକ୍ଷାରେ ରହିଲା।

ଶିଷ୍ୟମାନଙ୍କ ସହିତ ଯୀଶୁଙ୍କ ନିସ୍ତାରପର୍ବର ଭୋଜି(D)

17 ଖମୀରଶୂନ୍ୟ ରୋଟୀ ପର୍ବର ପ୍ରଥମ ଦିନ ଶିଷ୍ୟମାନେ ଯୀଶୁଙ୍କ ନିକଟକୁ ଆସିଲେ। ସେମାନେ କହିଲେ, “ନିସ୍ତାରଭୋଜି ଖାଇବାକୁ ଆପଣଙ୍କ ପାଇଁ ଆମ୍ଭେ ସବୁକିଛି ପ୍ରସ୍ତୁତ କରିବୁ। ଆପଣ କେଉଁଠାରେ ଭୋଜି ଖାଇବା ପାଇଁ ଗ୍ଭହାନ୍ତି?”

18 ଯୀଶୁ କହିଲେ, “ନଗରରେ ଥିବା ମୋର ଜଣେ ଚିହ୍ନା ଲୋକ ପାଖକୁ ଯାଅ। ତାକୁ କୁହ ‘ଗୁରୁ କହିଛନ୍ତି ‘ମନୋନୀତ ସମୟ ଆସି ପାଖେଇ ଗଲାଣି ଓ ମୁଁ ତୁମ୍ଭ ଘରେ ମୋ’ ଶିଷ୍ୟମାନଙ୍କ ସହିତ ନିସ୍ତାରପର୍ବ ଭୋଜି ଉତ୍ସବ ପାଳନ କରିବି।’” 19 ଯୀଶୁଙ୍କ କହିବା ଅନୁସାରେ ଶିଷ୍ୟମାନେ କଲେ। ସେମାନେ ନିସ୍ତାରପର୍ବର ଭୋଜି ପ୍ରସ୍ତୁତ କଲେ।

20 ସନ୍ଧ୍ୟାବେଳେ ଯୀଶୁ ନିଜର ବାରଜଣଯାକ ଶିଷ୍ୟଙ୍କ ସହିତ ଖାଇବାକୁ ବସିଲେ। 21 ସେମାନେ ଖାଉଥିବା ସମୟରେ ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି। ତୁମ୍ଭମାନଙ୍କ ମଧ୍ୟରେ ଥିବା ବାରଜଣଙ୍କ ଭିତରୁ ଜଣେ ମୋ’ ପ୍ରତି ବିଶ୍ୱାସଘାତକତା କରିବ।”

22 ଏହା ଶୁଣି ସେମାନେ ବହୁତ ଦୁଃଖିତ ହେଲେ। ପ୍ରତ୍ୟେକ ଶିଷ୍ୟ ଯୀଶୁଙ୍କୁ ପଗ୍ଭରିଲେ, “ପ୍ରଭୁ, ନିଶ୍ଚିତଭାବରେ ସେ ଜଣକ ମୁଁ ନୁହେଁ! କୁହନ୍ତୁ ମୁଁ କି?”

23 ଯୀଶୁ ଉତ୍ତର ଦେଲେ, “ଯେଉଁ ଲୋକ ମୋ’ ସାଙ୍ଗରେ ଗିନାରେ ତା’ର ହାତ ବୁଡ଼ାଇଛି, ସେ ମୋ’ ସହିତ ବିଶ୍ୱାସଘାତକତା କରିବ। 24 ମନୁଷ୍ୟପୁତ୍ର ଯିବେ ଓ ମରିଯିବେ। ଏହା ହିଁ ହେବ ବୋଲି ଶାସ୍ତ୍ରରେ ଲେଖାଅଛି। କିନ୍ତୁ ଯେଉଁ ଲୋକ ମନୁଷ୍ୟପୁତ୍ରଙ୍କୁ ମାରିବା ପାଇଁ ଶତ୍ରୁ ହାତରେ ଦେଇଦେବ, ସେ ଲୋକ ଧିକ୍! ସେ ଲୋକ ଜନ୍ମ ନ ହୋଇଥିଲେ ବରଂ ଭଲ ହୋଇଥା’ନ୍ତା।”

25 ତା’ପରେ ଯିହୂଦା, “ଯିଏ ତାହାଙ୍କୁ ଶତ୍ରୁମାନଙ୍କୁ ଧରେଇ ଦେବାକୁ ଯାଉଥିଲା, କହିଲା ଗୁରୁ, ସେ କ’ଣ ମୁଁ?”

ଯୀଶୁ କହିଲେ, “ହଁ, ତୁମ୍ଭେ ସେହି।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center