New Testament in a Year
ଯୀଶୁ ନିଜ ଜନ୍ମ ସହରକୁ ଗଲେ(A)
6 ଯୀଶୁ ସେ ସ୍ଥାନ ଛାଡ଼ି ନିଜ ଜନ୍ମ ସହରକୁ ଗଲେ। ତାହାଙ୍କ ଶିଷ୍ୟମାନେ ତାହାଙ୍କ ସହିତ ଗଲେ। 2 ବିଶ୍ରାମ ଦିବସରେ ଯୀଶୁ ଯିହୂଦୀୟ ସମାଜଗୃହରେ ଶିକ୍ଷା ଦେଲେ। ବହୁତ ଲୋକ ତାହାଙ୍କ ଶିକ୍ଷା ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ କହିଲେ, “ଏ ଲୋକ ଏସବୁ ଶିକ୍ଷା କେଉଁଠାରୁ ପାଇଲା? ଏ ଲୋକକୁ ଏ ଉତ୍ତମ ବିଗ୍ଭରଶକ୍ତି (ବିଜ୍ଞତା) କିଏ ଦେଲା? ଆଶ୍ଚର୍ଯ୍ୟ କାର୍ଯ୍ୟ କରିବା ପାଇଁ ସେ କେଉଁଠାରୁ ଶକ୍ତି ପାଇଲା? 3 ଏ କ’ଣ ସେହି ବଢ଼େଇ ନୁହନ୍ତି? ଏ କ’ଣ ମରିୟମଙ୍କ ପୁଅ, ଆଉ ଯାକୁବ, ଯୋସି, ଯିହୂଦା ଓ ଶିମୋନଙ୍କ ଭାଇ ନୁହନ୍ତି? ତାହାଙ୍କର ଭଉଣୀମାନେ କ’ଣ ଏଠାରେ ଆମ୍ଭ ସହିତ ନାହାନ୍ତି?” ତେଣୁ ଯୀଶୁଙ୍କୁ ସ୍ୱୀକାର କରିବାରେ ଏହି ଲୋକମାନେ ବାଧା ପାଇଲେ।
4 ତେଣୁ ଯୀଶୁ ଲୋକମାନଙ୍କୁ କହିଲେ, “ଅନ୍ୟମାନେ ଜଣେ ଭବିଷ୍ୟଦ୍ବକ୍ତାଙ୍କୁ ସମ୍ମାନ ଦେଇଥା’ନ୍ତି। କିନ୍ତୁ ତାହାଙ୍କ ନିଜ ସହର ଲୋକେ, ତାହାଙ୍କର ସମ୍ପର୍କୀୟମାନେ ଓ ତାହାଙ୍କ ନିଜ ପରିବାରର ଲୋକମାନେ ତାହାଙ୍କୁ ସମ୍ମାନ କରନ୍ତି ନାହିଁ।” 5 ଅତଏବ ସେଠାରେ ଯୀଶୁ କୌଣସି ଆଶ୍ଚର୍ଯ୍ୟକାର୍ଯ୍ୟ ପ୍ରଦର୍ଶନ କରି ପାରିଲେ ନାହିଁ। କେବଳ କେତେକ ରୋଗୀଙ୍କ ଉପରେ ହାତ ରଖି ସେ ସେମାନଙ୍କୁ ସୁସ୍ଥ କରିଲେ। 6 ଏ ଲୋକମାନଙ୍କର କୌଣସି ବିଶ୍ୱାସ ନ ଥିବାରୁ ଯୀଶୁ ଅତ୍ୟନ୍ତ ଆଶ୍ଚର୍ଯ୍ୟ ହୋଇଗଲେ। ତା’ପରେ ଯୀଶୁ ସେ ଅଞ୍ଚଳର ଅନ୍ୟ ସବୁ ଗାଁକୁ ଯାଇ ସେଠାରେ ଶିକ୍ଷା ଦେବାକୁ ଲାଗିଲେ।
ଯୀଶୁ ତାଙ୍କର ପ୍ରେରିତମାନଙ୍କୁ କର୍ତ୍ତବ୍ୟ ସମାପନ ପାଇଁ ପଠାଇଲେ(B)
7 ଯୀଶୁ ବାରଜଣ ଶିଷ୍ୟଙ୍କୁ ଏକାଠି ଡାକିଲେ। ସେ ସେମାନଙ୍କୁ ଦୁଇ ଦୁଇ ଜଣ କରି ବାହାରକୁ ପଠାଇଲେ। ସେ ସେମାନଙ୍କୁ ଦୁଷ୍ଟାତ୍ମାମାନଙ୍କ ଉପରେ କ୍ଷମତା ପ୍ରଦାନ କଲେ। 8 ସେ ଶିଷ୍ୟମାନଙ୍କୁ ନିର୍ଦ୍ଦେଶ ଦେଲେ, “ତୁମ୍ଭେ ଯାତ୍ରା କାଳରେ ବାଡ଼ିଟିଏ ଛଡ଼ା ଆଉ କିଛି ନେବ ନାହିଁ। ରୋଟୀ, ଝୁଲା କି ପକେଟରେ କିଛି ହେଲେ ଟଙ୍କା ମଧ୍ୟ ନେବ ନାହିଁ। 9 ତୁମ୍ଭେ ଚପଲ ପିନ୍ଧି ପାରିବ। କିନ୍ତୁ କେବଳ ପିନ୍ଧିଥିବା ଲୁଗାପଟା ଛଡ଼ା କୌଣସି ଅଧିକ ଲୁଗାପଟା ନେବ ନାହିଁ। 10 କୌଣସି ଘରେ ପ୍ରବେଶ କଲେ ସେ ସହର ଛାଡ଼ି ଗ୍ଭଲିଯିବା ପର୍ଯ୍ୟନ୍ତ ସେହି ଘରେ ରହିବ। 11 ଯଦି କୌଣସି ସହରରେ ସେମାନେ ତୁମ୍ଭକୁ ସ୍ୱାଗତ ନ କରନ୍ତି କିମ୍ବା ସେମାନେ ତୁମ୍ଭ କଥା ନ ଶୁଣନ୍ତି, ତେବେ ସେ ସହର ଛାଡ଼ି ଗ୍ଭଲି ଯାଅ। ଛାଡ଼ିଲା ବେଳେ ତୁମ ପାଦରୁ ସେଠାକାର ଧୂଳିଝାଡ଼ି ଦିଅ। ତାହା ସେମାନଙ୍କ ପାଇଁ ଚେତାବନୀ ହେବ।”
12 ଶିଷ୍ୟମାନେ ସେଠାରୁ ଅନ୍ୟ ସ୍ଥାନକୁ ଗ୍ଭଲିଗଲେ। ସେମାନେ ଘୋଷଣା କଲେ ଯେ, ଲୋକମାନେ ଅନୁତାପ କରନ୍ତୁ। ହୃଦୟ ପରିବର୍ତ୍ତନ କରନ୍ତୁ। 13 ସେମାନେ ଲୋକଙ୍କ ଦେହରୁ ଅନେକ ଭୂତଙ୍କୁ ତଡ଼ିଦେଲେ। ସେମାନେ ଅନେକ ରୋଗୀଙ୍କୁ ତୈଳ ଲଗାଇ ସୁସ୍ଥ କରିଦେଲେ।
ହେରୋଦ ଭାବନ୍ତି ଯୀଶୁ ହେଉଛନ୍ତି ବାପ୍ତିଜକ ଯୋହନ(C)
14 ରାଜା ହେରୋଦ ଯୀଶୁଙ୍କ ବିଷୟରେ ଶୁଣିଲେ। କାରଣ ବର୍ତ୍ତମାନ ଯୀଶୁଙ୍କ ଖ୍ୟାତି ଗ୍ଭରିଆଡ଼େ ବ୍ୟାପି ଯାଇଥିଲା। କେତେକ ଲୋକ କହୁଥିଲେ, “ଯୀଶୁ ହେଉଛନ୍ତି ବାପ୍ତିଜକ ଯୋହନ। ସେ ମୃତ୍ୟୁରୁ ପୁନରୁତ୍ଥିତ ହୋଇଛନ୍ତି। ସେଥି ଯୋଗୁଁ ସେ ଆଶ୍ଚର୍ଯ୍ୟକାର୍ଯ୍ୟ କରି ପାରୁଛନ୍ତି।”
15 ଅନ୍ୟମାନେ କହୁଥିଲେ, “ସେ ହେଉଛନ୍ତି ଏଲିୟ।”
ଆଉ କେତେକ କହୁଥିଲେ, “ଯୀଶୁ ହେଉଛନ୍ତି ଭବିଷ୍ୟଦ୍ବକ୍ତା, ପ୍ରାଚୀନ କାଳର ଭବିଷ୍ୟଦ୍ବକ୍ତାଙ୍କ ଭଳି ସେ ମଧ୍ୟ ଜଣେ ଭବିଷ୍ୟଦ୍ବକ୍ତା।”
16 ହେରୋଦ ଯୀଶୁଙ୍କ ବିଷୟରେ ଏସବୁ ଶୁଣିଲେ। ସେ କହିଲେ, “ମୁଁ ଯୋହନଙ୍କ ମୁଣ୍ଡ କାଟ କରି ହତ୍ୟା କରିଛି। ବର୍ତ୍ତମାନ ଯୋହନ ମୃତ୍ୟୁରୁ ପୁଣି ବଞ୍ଚି ଉଠିଛନ୍ତି।”
ବାପ୍ତିଜକ ଯୋହନ କିପରି ହତ୍ୟା ହେଲେ
17 ନିଜେ ହେରୋଦ ଯୋହନଙ୍କୁ ବନ୍ଦୀ କରିବା ପାଇଁ ତାହାଙ୍କ ସୈନ୍ୟମାନଙ୍କୁ ଆଦେଶ ଦେଇଥିଲେ। ଯୋହନଙ୍କୁ କାରାଗାରରେ ରଖାଯାଇଥିଲା। ହେରୋଦ ତାହାଙ୍କ ସ୍ତ୍ରୀ ହେରୋଦିଆଙ୍କୁ ଖୁସୀ କରିବା ପାଇଁ ଏହା କରିଥିଲେ। ପ୍ରଥମେ ହେରୋଦିଆ ହେରୋଦଙ୍କ ଭାଇ ଫିଲିପ୍ପଙ୍କ ସ୍ତ୍ରୀ ଥିଲେ। ପରେ ହେରୋଦ ତାହାଙ୍କୁ ବିବାହ କରିଥିଲେ। 18 ଯୋହନ ହେରୋଦଙ୍କୁ କହିଥିଲେ, “ତୁମ୍ଭ ଭାଇଙ୍କ ସ୍ତ୍ରୀଙ୍କୁ ବିବାହ କରିବା ଠିକ୍ ନୁହେଁ।” 19 ତେଣୁ ହେରୋଦିଆ ଯୋହନଙ୍କୁ ଶତ୍ରୁ ଭାବରେ ଦେଖୁଥିଲେ। ସେ ଯୋହନଙ୍କୁ ହତ୍ୟା କରିବାକୁ ଗ୍ଭହୁଁଥିଲେ। କିନ୍ତୁ ସେ ଏଥିପାଇଁ ହେରୋଦଙ୍କୁ ପ୍ରବର୍ତ୍ତାଇବାରେ ଅସଫଳ ହୋଇଥିଲେ। 20 ହେରୋଦ ଯୋହନଙ୍କୁ ମାରିବାକୁ ଭୟ କରୁଥିଲେ। ସେ ଜାଣି ଥିଲେ ଯେ ସମସ୍ତ ଲୋକ ଯୋହନଙ୍କୁ ଜଣେ ଭଲ ଓ ପବିତ୍ର ଲୋକ ଭାବୁଥିଲେ। ତେଣୁ ହେରୋଦ ଯୋହନଙ୍କୁ ରକ୍ଷା କରୁଥିଲେ। ଯୋହନଙ୍କ ଉପଦେଶ ଶୁଣିବାକୁ ହେରୋଦ ଖୁବ୍ ଭଲ ପାଉଥିଲେ। ତଥାପି ଯୋହନଙ୍କ ଉପଦେଶ ହେରୋଦଙ୍କୁ ସବୁବେଳେ ବିଚଳିତ କରୁଥିଲା।
21 କିଛି ଦିନ ପରେ ହେରୋଦଙ୍କ ଜନ୍ମ ଦିନରେ ଯୋହନଙ୍କ ମୃତ୍ୟୁ ଘଟାଇବା ପାଇଁ ହେରୋଦିଆକୁ ଗୋଟିଏ ସୁଯୋଗ ମିଳିଗଲା। ତାହାଙ୍କର ଉଚ୍ଚ ଅଧିକାରୀ, ସେନାପତିଗଣ ଏବଂ ଗାଲିଲୀର ବିଶିଷ୍ଟ ବ୍ୟକ୍ତିମାନଙ୍କୁ ହେରୋଦ ରାତ୍ରି ସମୟରେ ଭୋଜି ଦେଉଥା’ନ୍ତି। 22 ହେରୋଦିଆଙ୍କ ଝିଅ ଭିତରକୁ ଆସି ନାଚିଲା। ତା’ ନାଚରେ ଅତିଥିଗଣ ଓ ନିଜେ ହେରୋଦ ବହୁତ ଖୁସୀ ହେଲେ।
ହେରୋଦ ଝିଅକୁ କହିଲେ, “ତୋର ଯାହା ଦରକାର ମୋତେ ମାଗ। ମୁଁ ତୋତେ ତାହା ଦେବି।” 23 ହେରୋଦ ଶପଥ ପୂର୍ବକ ମଧ୍ୟ କହିଲେ, “ତୁ ଯାହା ମାଗିବୁ ମୁଁ ତୋତେ ତାହା ଦେବି। ଏପରିକି ମୁଁ ମୋ’ ରାଜ୍ୟର ଅଧା ଭାଗ ତୋତେ ଦେଇପାରେ।”
24 ଝିଅଟି ତା’ ମା ପାଖକୁ ଯାଇ ପଗ୍ଭରିଲା, “ରାଜା ହେରୋଦଙ୍କୁ ମୁଁ କ’ଣ ମାଗିବି?”
ତା’ ମା କହିଲେ, “ବାପ୍ତିଜକ ଯୋହନଙ୍କ ମୁଣ୍ଡ ମାଗ।”
25 ଝିଅଟି ଅତି ଶୀଘ୍ର ରାଜାଙ୍କ ପାଖକୁ ଗ୍ଭଲିଗଲା। ସେ ରାଜାଙ୍କୁ କହିଲା, “ମୋତେ ବାପ୍ତିଜକ ଯୋହନଙ୍କ ମୁଣ୍ଡ ଗୋଟିଏ ଥାଳିରେ ରଖି ବର୍ତ୍ତମାନ ଦିଅ।”
26 ରାଜା ହେରୋଦ ବହୁତ ଦୁଃଖ କଲେ। କିନ୍ତୁ ସେ ଝିଅର ଇଚ୍ଛା ଅନୁସାରେ ଦାନ ଦେବାକୁ ଶପଥ କରି ସାରିଥିଲେ। ସେଠାରେ ହେରୋଦଙ୍କ ସହିତ ଖାଉଥିବା ଅତିଥିମାନେ ମଧ୍ୟ ହେରୋଦଙ୍କ ଶପଥ ବିଷୟରେ ଶୁଣି ସାରିଥିଲେ। ତେଣୁ ଝିଅ ଯାହା ମାଗିଥିଲା, ତାହା ଦେବା ପାଇଁ ହେରୋଦ ମନା କରିବାକୁ ଇଚ୍ଛା କଲେ ନାହିଁ। 27 ଏଣୁ ରାଜା ଯୋହନଙ୍କ ମୁଣ୍ଡ ନେଇ ଆସିବାକୁ ଆଜ୍ଞା ଦେଇ ତୁରନ୍ତ ଜଣେ ସୈନ୍ୟକୁ ପଠାଇଲେ। ସେ ଯାଇ କାରାଗାରରେ ଯୋହନଙ୍କ ମୁଣ୍ଡ କାଟିଦେଲା। 28 ଯୋହନଙ୍କ ସେହି ମୁଣ୍ଡ ସେ ଗୋଟିଏ ଥାଳିରେ ଆଣି ଝିଅକୁ ତାହା ଦେଲା। ସେ ଝିଅ ସେହି ମୁଣ୍ଡ ନେଇ ତା’ ମାକୁ ଦେଲା। 29 ଏହିସବୁ ଘଟଣା ଯୋହନଙ୍କ ଶିଷ୍ୟମାନେ ଶୁଣିଲେ। ସେମାନେ ଆସି ଯୋହନଙ୍କ ମୃତ ଶରୀରକୁ ନେଇ କବର ଦେଲେ।
2010 by World Bible Translation Center