New Testament in a Year
ନିଜ ମୃତ୍ୟୁ ସମ୍ବନ୍ଧରେ ଯୀଶୁଙ୍କ କଥନ(A)
30 ତା’ପରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ସେ ସ୍ଥାନ ଛାଡ଼ି ଗ୍ଭଲିଗଲେ। ସେମାନେ ଗାଲିଲୀ ଦେଇ ଯାଉଥିଲେ। ସେମାନେ କେଉଁଠି ଅଛନ୍ତି ସେ କଥା ଲୋକେ ଜାଣନ୍ତୁ ବୋଲି ଯୀଶୁ ଗ୍ଭହୁଁ ନ ଥିଲେ। 31 କାରଣ ସେ ନିଜ ଶିଷ୍ୟମାନଙ୍କୁ ଏକୁଟିଆ ଅଲଗା ଉପଦେଶ ଦେବାକୁ ଗ୍ଭହୁଁଥିଲେ। ସେ ସେମାନଙ୍କୁ କହିଲେ, “ମନୁଷ୍ୟପୁତ୍ରଙ୍କୁ ମନୁଷ୍ୟମାନଙ୍କ ହସ୍ତରେ ସମର୍ପଣ କରାଯିବ। ସେମାନେ ତାହାଙ୍କୁ ବଧ କରିବେ। କିନ୍ତୁ ମୃତ୍ୟୁର ତିନି ଦିନ ପରେ ସେ ପୁଣି ମୃତ୍ୟୁରୁ ପୁନରୁତ୍ଥିତ ହେବେ।” 32 ଯୀଶୁଙ୍କ ଏହି କଥା କହିବାର ଅର୍ଥ ଶିଷ୍ୟମାନେ ବୁଝି ପାରିଲେ ନାହିଁ। ସେମାନେ ତାହାଙ୍କୁ ଏହାର ଅର୍ଥ ପଗ୍ଭରି ବୁଝିବାକୁ ଭୟ କଲେ।
ଯୀଶୁ କହନ୍ତି ସବୁଠାରୁ ଶ୍ରେଷ୍ଠ କିଏ(B)
33 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କଫର୍ନାହୂମକୁ ଆସିଲେ। ସେମାନେ ଗୋଟିଏ ଘର ଭିତରକୁ ଗଲେ। ତା’ପରେ ଯୀଶୁ ଶିଷ୍ୟମାନଙ୍କୁ ପଗ୍ଭରିଲେ, “ଆଜି ରାସ୍ତାରେ ଆସିବା ବେଳେ କେଉଁ ବିଷୟରେ ତୁମ୍ଭେମାନେ ଯୁକ୍ତିତର୍କ କରୁଥିଲ?” 34 କିନ୍ତୁ ଶିଷ୍ୟମାନେ ଚୁପ୍ ରହିଲେ। କାରଣ ସେମାନେ ବାଟରେ ଯୁକ୍ତିତର୍କ କରୁଥିଲେ ଯେ, ତାହାଙ୍କ ଭିତରେ ସବୁଠାରୁ ଶ୍ରେଷ୍ଠ କିଏ?
35 ଯୀଶୁ ବସିପଡ଼ିଲେ ଓ ବାରଜଣ ପ୍ରେରିତଙ୍କୁ ପାଖକୁ ଡାକିଲେ। ଯୀଶୁ କହିଲେ, “ଯଦି କେହି ସବୁଠାରୁ ବଡ଼ ହେବାକୁ ଗ୍ଭହେଁ ତେବେ ସେ ଅନ୍ୟ ସମସ୍ତଙ୍କୁ ତା’ ନିଜ ଅପେକ୍ଷା ବଡ଼ ମନେ କରୁ ଓ ସମସ୍ତଙ୍କର ସେବା କରୁ।”
36 ତା’ପରେ ଯୀଶୁ ଗୋଟିଏ ଛୋଟ ପିଲାକୁ ନେଇ ସେମାନଙ୍କ ଆଗରେ ଠିଆ କରାଇଲେ। ସେହି ପିଲାକୁ କୋଳରେ ନେଇ ସେ କହିଲେ, 37 “ମୋ’ ନାମରେ ଯେଉଁ ଲୋକ ଗୋଟିଏ ପିଲାକୁ ଏହିଭଳି ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ। ଯେଉଁ ଲୋକ ମୋତେ ଗ୍ରହଣ କରେ, ସେ ଯେ, କେବଳ ମୋତେ ଗ୍ରହଣ କରେ, ତା’ ନୁହେଁ, ବରଂ ସେ ମୋର ପ୍ରେରଣକର୍ତ୍ତାଙ୍କୁ ମଧ୍ୟ ଗ୍ରହଣ କରେ।”
ଆମକୁ ବିରୋଧ କରୁ ନ ଥିବା ଲୋକ ଆମ ନିଜର ଲୋକ(C)
38 ଯୋହନ ଯୀଶୁଙ୍କୁ କହିଲେ, “ହେ ଗୁରୁ, ତୁମ୍ଭ ନାମ ନେଇ ଲୋକଙ୍କ ଦେହରୁ ଦୁଷ୍ଟାତ୍ମାମାନଙ୍କୁ ବାହାର କରୁଥିବା ଜଣେ ଲୋକଙ୍କୁ ଆମ୍ଭେମାନେ ଦେଖିଲୁ। ଆମ୍ଭେମାନେ ତାକୁ ମନା କରିଲୁ, କାରଣ ସେ ଆମ୍ଭମାନଙ୍କ ଭିତରର ଲୋକ ନୁହେଁ।”
39 କିନ୍ତୁ ଯୀଶୁ କହିଲେ, “ତାକୁ ମନାକର ନାହିଁ। କାରଣ ଯେଉଁ ଲୋକ ମୋ’ ନାମ ନେଇ ଶକ୍ତିର କାର୍ଯ୍ୟ କରିପାରେ, ସେ ମୋ’ ନାମରେ ଆଉ ଖରାପ କଥା କହି ପାରିବ ନାହିଁ।” 40 ଯେଉଁ ଲୋକ ଆମ୍ଭର ବିରୋଧ କରେ ନାହିଁ, ସେ ଆମ୍ଭର ସପକ୍ଷର ଲୋକ। 41 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଲୋକ ବୋଲି ଯଦି କେହି ତୁମ୍ଭମାନଙ୍କୁ ଗିନାଏ ପାଣି ପିଇବାକୁ ଦିଏ, ତେବେ ତାକୁ ଏଥିପାଇଁ ନିଶ୍ଚୟ ପୁରସ୍କାର ମିଳିବ।
ଯୀଶୁ ପାପର କାରଣ ବିଷୟରେ ସତର୍କ କଲେ(D)
42 “ଯଦି ଏହି ଛୋଟ ଅବୋଧ ପିଲାମାନଙ୍କ ମଧ୍ୟରୁ ମୋତେ କେହି ବିଶ୍ୱାସ କରୁଥାଏ ଏବଂ ଆଉ ଜଣେ ଲୋକ ସେହି ପିଲାଟିକୁ ପାପ କର୍ମରେ ଲିପ୍ତ କରାଏ, ତେବେ ସେ ଲୋକଟି ପାଇଁ ଏହା ଅତ୍ୟନ୍ତ ଖରାପ ହେବ। ସେ ଲୋକ ବେକରେ ଚକି ପଥରଟିଏ ବାନ୍ଧି ଦେଇ ତାକୁ ସମୁଦ୍ରରେ ଫିଙ୍ଗି ଦେବା ତା’ ପାଇଁ ଭଲ ହୋଇଥା’ନ୍ତା। 43 ଯଦି ତୁମ୍ଭର ହାତ ତୁମ୍ଭକୁ ପାପ କରାଏ, ତେବେ ତାକୁ କାଟିଦିଅ। କାରଣ ଦୁଇ ହାତ ଥାଇ ଅନନ୍ତ କାଳ ଧରି ଜଳୁଥିବା ନର୍କର ନିଆଁ ଭିତରେ ତୁମ୍ଭକୁ ଫିଙ୍ଗି ଦିଆଯିବା ଅପେକ୍ଷା ବରଂ ତୁମ୍ଭେ ପଙ୍ଗୁ ହୋଇ ଅନନ୍ତ ଜୀବନ ଲାଭ କରିବା ଭଲ। 44 [a] 45 ଯଦି ତୁମ୍ଭର ପାଦ ତୁମ୍ଭକୁ ପାପ କରାଏ, ତେବେ ତାକୁ କାଟିଦିଅ। ଦୁଇ ପାଦ ଥାଇ ନର୍କରେ ତୁମ୍ଭକୁ ଫିଙ୍ଗି ଦିଆଯିବା ଅପେକ୍ଷା ବରଂ ଛୋଟା ହୋଇ ଅନନ୍ତ ଜୀବନ ଲାଭ କରିବା ଭଲ। 46 [b] 47 ଯଦି ତୁମ୍ଭର ଆଖି ତୁମ୍ଭକୁ ପାପ କରାଏ, ତେବେ ତାକୁ ବାହାର କରି ଦିଅ। ଦୁଇ ଆଖି ଥାଇ ନର୍କରେ ତୁମ୍ଭକୁ ଫିଙ୍ଗି ଦିଆଯିବା ଅପେକ୍ଷା ବରଂ ତୁମ୍ଭେ ଗୋଟିଏ ଆଖି ଥାଇ ଅନନ୍ତ ଜୀବନ ଲାଭ କରିବା ଭଲ। 48 ମନୁଷ୍ୟକୁ ଖାଉଥିବା ନର୍କର କୀଟ କେବେ ମରେ ନାହିଁ କି ନର୍କର ନିଆଁ କେବେ ଲିଭେ ନାହିଁ।
49 “ନିଆଁରେ ପ୍ରତ୍ୟେକ ଲୋକକୁ ଦଣ୍ଡିତ କରାଯିବ।
50 “ଲୁଣ ଭଲ ପଦାର୍ଥ। କିନ୍ତୁ ଲୁଣ ଯଦି ତା’ର ଲୁଣିଆ ଗୁଣ ହରାଇ ବସିବ, ତାକୁ ପୁଣି ଥରେ କିପରି ଲୁଣିଆ କରାଯାଇ ପାରିବ? ତେଣୁ ତୁମ୍ଭେ ଭଲ ଗୁଣରେ ପରିପୂର୍ଣ୍ଣ ହୁଅ। ସମସ୍ତେ ମିଳିମିଶି ଶାନ୍ତିରେ ରୁହ।”
2010 by World Bible Translation Center