Print Page Options
Previous Prev Day Next DayNext

New Testament in a Year

Read the New Testament from start to finish, from Matthew to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଲୂକ ଲିଖିତ ସୁସମାଗ୍ଭର 1:57-80

ଯୋହନଙ୍କ ଜନ୍ମ

57 ଏଲୀଶାବେଥଙ୍କର ସନ୍ତାନ ପ୍ରସବ କରିବା ସମୟ ହେବାରୁ ସେ ପୁତ୍ରସନ୍ତାନଟିଏ ଜନ୍ମ ଦେଲେ। 58 ତାହାଙ୍କର ପଡ଼ୋଶୀ ଓ ପରିବାରର ଲୋକେ ଶୁଣିଲେ ଯେ, ପ୍ରଭୁ ତାହାଙ୍କ ଉପରେ ଅଶେଷ ଦୟା କରିଛନ୍ତି। ସେମାନେ ଏଲୀଶାବେଥଙ୍କ ପାଇଁ ଆନନ୍ଦିତ ହେଲେ।

59 ବାଳକର ଜନ୍ମ ହେବାର ଅଷ୍ଟମ ଦିନ ସେମାନେ ଶିଶୁକୁ ସୁନ୍ନତ କରିବାକୁ ଆସିଲେ ଓ ସେମାନେ ବାଳକର ନାମ ତା'ର ପିତାଙ୍କ ନାମ ଅନୁସାରେ ଜିଖରିୟ ଦେବାକୁ ଗ୍ଭହୁଁଥିଲେ। 60 କିନ୍ତୁ ତାହାଙ୍କ ମା କହିଲେ, “ନା, ତା'ର ନାମ ଯୋହନ ଦିଆଯିବ।”

61 ଲୋକମାନେ ଏଲୀଶାବେଥଙ୍କୁ କହିଲେ, “ତୁମ୍ଭର କୌଣସି ସମ୍ପର୍କୀୟଙ୍କର ଏଭଳି ନାମ ନାହିଁ। 62 ତା'ପରେ ସେମାନେ ପରେ ତା'ର ବାପାଙ୍କୁ ପଗ୍ଭରିଲେ, “ତୁମ୍ଭେ ଏହି ଶିଶୁର ନାମ କ’ଣ ଦେବାକୁ ଗ୍ଭହୁଁଛ?”

63 ଏହା ଶୁଣି ଜିଖରିୟ ଲେଖିବା ପାଇଁ ସେମାନଙ୍କୁ ଏକ ଲେଖାଫଳକ ମାଗି ସେଥିରେ ଲେଖିଲେ, ତା'ର ନାମ “ଯୋହନ”। 64 ସବୁ ଲୋକ ଆଶ୍ଚର୍ଯ୍ୟ ହୋଇଗଲେ। ତା'ପରେ ତ‌ତ୍‌କ୍ଷଣାତ୍ ଜିଖରିୟଙ୍କ ପାଟି ଖୋଲିଗଲା। ସେ କଥାବାର୍ତ୍ତା କରି ପାରିଲେ। ସେ ପରମେଶ୍ୱରଙ୍କର ସ୍ତୁତି କରିବାରେ ଲାଗିଲେ। 65 ତାହାଙ୍କର ସମସ୍ତ ପଡ଼ୋଶୀ ଭୟଭୀତ ହେଲେ। ଯିହୂଦାର ସମସ୍ତ ପାହାଡ଼ିଆ ପ୍ରଦେଶରେ ଲୋକେ ଏହିସବୁ ଘଟଣା ବିଷୟରେ ଚର୍ଚ୍ଚା କରିବାକୁ ଲାଗିଲେ। 66 ଏ କଥା ଯେଉଁମାନେ ଶୁଣିଲେ, ସେମାନେ ବିସ୍ମିତ ହୋଇ ଗଲେ। ଲୋକେ ଭାବିଲେ, “ଏ ବାଳକଟି କ’ଣ ହେବ?” ପ୍ରଭୁଙ୍କ ହସ୍ତ ପିଲାଟିର ସହିତ ଅଛି, ସେମାନେ ଏପରି ଭାବିଲେ।

ଜିଖରିୟ ପରମେଶ୍ୱରଙ୍କ ସ୍ତୁତି କଲେ

67 ତା'ପରେ ଯୋହନଙ୍କ ପିତା ଜିଖରିୟ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହୋଇ ଉଠିଲେ। ସେ ଭବିଷ୍ୟ‌ଦ୍‌ବାଣୀ କହିଲେ,

68 “ଇସ୍ରାଏଲର ପ୍ରଭୁ ପରମେଶ୍ୱରଙ୍କର ସ୍ତୁତି ଗାନ କର।
    ସେ ନିଜ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ଆସିଛନ୍ତି
    ଏବଂ ସେମାନଙ୍କୁ ସ୍ୱାଧୀନତା ଦେଇଛନ୍ତି।
69 ସେ ଆମ୍ଭମାନଙ୍କ ପାଇଁ ତାହାଙ୍କ ସେବକ ଦାଉଦଙ୍କ ପରିବାରରୁ,
    ଜଣେ ଶକ୍ତିଶାଳୀ ଉଦ୍ଧାରକର୍ତ୍ତାଙ୍କୁ ଦେଇଛନ୍ତି।
70 ବହୁତ ଦିନ ପୂର୍ବେ ବାସ କରୁଥିବା ନିଜ ପବିତ୍ର ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ମାଧ୍ୟମରେ
    ପରମେଶ୍ୱର ଏହା କରିବେ ବୋଲି କହିଥିଲେ।
71 ସେ ଆମ୍ଭମାନଙ୍କୁ ଆମ୍ଭମାନଙ୍କର ଶତ୍ରୁମାନଙ୍କଠାରୁ
    ତଥା ଆମ୍ଭମାନଙ୍କୁ ଘୃଣା କରୁଥିବା ସମସ୍ତଙ୍କ ହାତରୁ ରକ୍ଷା କରିବାକୁ ପ୍ରତିଶ୍ରୁତି ଦେଇଥିଲେ।
72 ସେ ଆମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦୟା ଦେଖାଇବେ ବୋଲି କହିଥିଲେ
    ଏବଂ ସେ ତାହାଙ୍କର ପବିତ୍ର ପ୍ରତିଜ୍ଞା ମନେ ରଖିଛନ୍ତି।
73 ସେ ଆମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମଙ୍କୁ ପ୍ରତିଜ୍ଞା ଦେଇଥିଲେ।
74     ଯେ ସେ ଆମ୍ଭମାନଙ୍କୁ ଆମ୍ଭମାନଙ୍କ ଶତ୍ରୁଙ୍କ ଶକ୍ତି କବଳରୁ ମୁକ୍ତ କରିବେ।
ତା ଫଳରେ ଆମ୍ଭେମାନେ ନିର୍ଭୟରେ ପରମେଶ୍ୱରଙ୍କ ସେବା କରି ପାରିବୁ।
75     ଆମ୍ଭେମାନେ ବଞ୍ଚିଥିବା ପର୍ଯ୍ୟନ୍ତ ପରମେଶ୍ୱରଙ୍କ ଆଗରେ ଧାର୍ମିକ ଓ ପବିତ୍ର ରହିବୁ।

76 “ଏବଂ ତୁମ୍ଭେ ହେ ଶିଶୁ! ତୁମ୍ଭେ ସେହି ପର୍ବୋପରିସ୍ଥ ପରମେଶ୍ୱରଙ୍କ ଭବିଷ୍ୟ‌ଦ୍‌ବକ୍ତା ରୂପେ ଖ୍ୟାତ ହେବ।
    ପ୍ରଭୁଙ୍କ ଆଗମନ ପାଇଁ ଲୋକମାନଙ୍କୁ ପ୍ରସ୍ତୁତ କରିବା ନିମନ୍ତେ ପ୍ରଭୁଙ୍କ ପୂର୍ବରୁ ତୁମ୍ଭେ ପ୍ରଥମେ ଯିବ।
77 ପରମେଶ୍ୱରଙ୍କ ଲୋକଙ୍କୁ ତୁମ୍ଭେ ଜଣେଇଦେବ ଯେ
    ସେମାନଙ୍କର ପାପକୁ କ୍ଷମା କରି ଦିଆଯାଇ ସେମାନଙ୍କୁ ଉଦ୍ଧାର କରାଯିବ।

78 “ଆମ୍ଭମାନଙ୍କ ପରମେଶ୍ୱରଙ୍କ ସ୍ନେହମୟ ଅନୁଗ୍ରହ ହେତୁ,
    ସ୍ୱର୍ଗରୁ ଆଗତ ଗୋଟିଏ ନୂତନ ଦିନର ପ୍ରଭାତ ଆମ୍ଭମାନଙ୍କୁ ଆଲୋକିତ କରିବ।
79 ମୃତ୍ୟୁର ଭୟରେ ଅନ୍ଧକାର ଭିତରେ ବାସ କରୁଥିବା ଲୋକଙ୍କୁ ପରମେଶ୍ୱର ସାହାଯ୍ୟ କରିବେ।
    ସେ ଆମ୍ଭମାନଙ୍କୁ ଶାନ୍ତି ମାର୍ଗରେ ବାଟ କଢ଼େଇ ନେବେ।”

80 ଶିଶୁଟି ଏହିପରି ବଢ଼ିବାକୁ ଲାଗିଲା ଓ ଆତ୍ମାରେ ଦୃଢ଼ରୁ ଦୃଢ଼ତର ହେବାକୁ ଲାଗିଲା। ଇସ୍ରାଏଲରେ ଉପଦେଶ ପ୍ରଦାନ କରିବାର ଶକ୍ତି ପାଇବା ପର୍ଯ୍ୟନ୍ତ ଯୋହନ ଅନ୍ୟ ଲୋକଙ୍କଠାରୁ ଦୂରରେ ଏକ ସ୍ଥାନରେ ରହିଥିଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center