Print Page Options
Previous Prev Day Next DayNext

New Testament in a Year

Read the New Testament from start to finish, from Matthew to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଲୂକ ଲିଖିତ ସୁସମାଗ୍ଭର 9:1-17

ଯୀଶୁ ବାରଜଣ ପ୍ରେରିତଙ୍କୁ ପଠାଇଲେ(A)

ଯୀଶୁ ବାରଜଣ ପ୍ରେରିତଙ୍କୁ ଏକାଠି ଡାକିଲେ। ସେ ସେମାନଙ୍କୁ ଭୂତମାନଙ୍କ ଉପରେ କ୍ଷମତା ଓ ଅଧିକାର ପ୍ରଦାନ କଲେ। ସେ ପ୍ରେରିତମାନଙ୍କୁ ରୋଗ ଭଲ କରିଦେବା ପାଇଁ ମଧ୍ୟ ଶକ୍ତି ଦେଲେ। ତା’ପରେ ସେ ସେମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟର ସୁସମାଗ୍ଭର ଶୁଣାଇବା ପାଇଁ ଓ ରୋଗୀମାନଙ୍କୁ ସୁସ୍ଥ କରିବା ପାଇଁ ପଠାଇଲେ। ସେ ସେମାନଙ୍କୁ କହିଲେ, “ଯାତ୍ରା ସମୟରେ ସାଙ୍ଗରେ କୌଣସି ପଦାର୍ଥ ନେବ ନାହିଁ। ଠେଙ୍ଗା, ଝୁଲା, ଖାଦ୍ୟ, ଟଙ୍କା ପଇସା କିମ୍ବା ଅଧିକ ଲୁଗାପଟା କିଛି ହେଲେ ନେବ ନାହିଁ। କେବଳ ପାନ୍ଧିଥିବା ଲୁଗା ଛଡ଼ା ଅନ୍ୟ କିଛି ନେବ ନାହିଁ। ତୁମ୍ଭେମାନେ ଯେଉଁ ଘରକୁ ଯିବ, ସେ ସ୍ଥାନ ଛାଡ଼ିବା ସମୟ ନ ହେବା ପର୍ଯ୍ୟନ୍ତ ସେହିଠାରେ ରହିବ। ଯଦି ନଗରର ଲୋକେ ତୁମ୍ଭମାନଙ୍କୁ ସ୍ୱାଗତ ନ କରନ୍ତି, ତେବେ ନଗର ଛାଡ଼ି ବାହାରକୁ ଗ୍ଭଲିଯିବ ଓ ତୁମ୍ଭମାନଙ୍କ ପାଦର ଧୂଳିତକ ମଧ୍ୟ ସେଠାରେ ଝାଡ଼ିଦେବ। ତେବେ ଏହା ସେମାନଙ୍କ ପାଇଁ ଚେତାବନୀ ହେବ।”

ପ୍ରେରିତମାନେ ବାହାରିଗଲେ। ସେମାନେ ସମସ୍ତେ ନଗର ଦେଇ ଯାତ୍ରା କଲେ। ସେମାନେ ସୁସମାଗ୍ଭର ଶୁଣାଇଲେ ଓ ସବୁ ଜାଗାରେ ଲୋକମାନଙ୍କୁ ସୁସ୍ଥ କଲେ।

ଯୀଶୁଙ୍କ ବିଷୟରେ ହେରୋଦଙ୍କ ଭ୍ରମ(B)

ଇତି ମଧ୍ୟରେ ସାମନ୍ତ ରାଜା ହେରୋଦ ଏହି ଘଟଣାଗୁଡ଼ିକ ବିଷୟରେ ଶୁଣି ଗଭୀର ଚିନ୍ତାରେ ପଡ଼ିଗଲେ। କାରଣ କେତେକ ଲୋକ କହୁଥିଲେ, “ବାପ୍ତିଜକ ଯୋହନ ପୁଣି ମୃତ୍ୟୁରୁ ବଞ୍ଚି ଉଠିଛନ୍ତି।” ଆଉ କେତେକ କହୁଥିଲେ, “ଏଲିୟ ଆମ୍ଭ ପାଖରେ ପ୍ରକଟିତ ହୋଇଛନ୍ତି।” ଅନ୍ୟମାନେ ମଧ୍ୟ କହୁଥିଲେ, “ଆଗ କାଳର କୌଣସି ଭବିଷ୍ୟ‌ଦ୍‌ବକ୍ତା ଜୀବନରେ ଉଠିଛନ୍ତି।” କିନ୍ତୁ ହେରୋଦ କହିଲେ, “ମୁଁ ଯୋହନଙ୍କ ମୁଣ୍ଡକାଟ କରିଛି। ତେବେ ଏ କିଏ, ଯାହାଙ୍କ ବିଷୟରେ ମୁଁ ଏଭଳି କଥା ଶୁଣୁଛି?” ତେଣୁ ହେରୋଦ ଯୀଶୁଙ୍କୁ ଦେଖିବା ପାଇଁ ଚେଷ୍ଟା କଲେ।

ଯୀଶୁ ପାଞ୍ଚ ହଜାର ଲୋକଙ୍କୁ ଖାଇବାକୁ ଦେଲ(C)

10 ପ୍ରେରିତମାନେ ଫେରି ଆସି ସେମାନେ ଯାତ୍ରା କରିବା ସମୟରେ ଯାହାସବୁ କରିଥିଲେ, ସେ ବିଷୟରେ ଯୀଶୁଙ୍କ ଆଗରେ ବର୍ଣ୍ଣନା କଲେ। ତା’ପରେ ଯୀଶୁ ପ୍ରେରିତମାନଙ୍କୁ ସାଙ୍ଗରେ ନେଇ ସେଠାରୁ ବେ‌ଥ୍‌ସାଇଦା ନାମକ ନଗରକୁ ଅନ୍ୟମାନଙ୍କଠାରୁ ଅଲଗା ରହିବା ପାଇଁ ଗ୍ଭଲିଗଲେ। 11 କିନ୍ତୁ ଯୀଶୁ କେଉଁଠାକୁ ଗଲେ ଏହା ଲୋକମାନେ ଜାଣି ପାରିଲେ। ସେମାନେ ତାହାଙ୍କର ଅନୁସରଣ କଲେ। ଯୀଶୁ ସେମାନଙ୍କୁ ସ୍ୱାଗତ କଲେ ଏବଂ ସେମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ ଶିକ୍ଷା ଦେଲେ। ସେ ରୋଗୀମାନଙ୍କୁ ସୁସ୍ଥ କଲେ।

12 ଅପରାହ୍ନର ବିଳମ୍ବିତ ପ୍ରହରରେ ବାରଜଣ ଯାକ ପ୍ରେରିତ ଯୀଶୁଙ୍କ ପାଖକୁ ଆସି କହିଲେ, “ଏ ସ୍ଥାନଟି ନିର୍ଜନ ଅଟେ। ଆପଣ ଲୋକମାନଙ୍କୁ ବିଦାୟ କରିଦିଅନ୍ତୁ। ସେମାନେ ଆଖପାଖ ଗାଁ ଓ କ୍ଷେତ୍ରକୁ ଯାଇ ବସା ଓ ଖାଦ୍ୟର ବ୍ୟବସ୍ଥା କରନ୍ତୁ।”

13 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଏମାନଙ୍କୁ କିଛି ଖାଇବାକୁ ଦିଅ।”

ଶିଷ୍ୟମାନେ କହିଲେ, “ଆମ୍ଭ ପାଖରେ କେବଳ ପାଞ୍ଚୋଟି ରୋଟୀ ଓ ଦୁଇଟି ମାଛ ଛଡ଼ା ଆଉ କିଛି ହେଲେ ନାହିଁ। ଆମ୍ଭେ ଯାଇ ଏସବୁ ଲୋକମାନଙ୍କ ପାଇଁ ଖାଦ୍ୟ କିଣି ଆଣିବୁ ବୋଲି ଆପଣ ଗ୍ଭହୁଁଛନ୍ତି କି?” 14 ସେଠାରେ କେବଳ ପ୍ରାୟ ପାଞ୍ଚ ହଜାର ପୁରୁଷ ଲୋକ ଥିଲେ।

ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ଲୋକମାନଙ୍କୁ ପଗ୍ଭଶ ପଗ୍ଭଶ ଜଣ ହିସାବରେ ଦଳ ଦଳ କରି ବସାଅ।”

15 ସେମାନେ ତାହା କଲେ ଓ ସବୁ ଲୋକଙ୍କୁ ବସାଇ ଦେଲେ। 16 ତା’ପରେ ଯୀଶୁ ପାଞ୍ଚୋଟି ରୋଟୀ ଓ ଦୁଇଟି ମାଛ ନେଲେ। ସେ ସ୍ୱର୍ଗ ଆଡ଼କୁ ଗ୍ଭହିଁ ଖାଦ୍ୟପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ସେ ଖାଦ୍ୟତକ ଖଣ୍ଡ ଖଣ୍ଡ କରି ତାହାଙ୍କ ଶିଷ୍ୟମାନଙ୍କୁ ଲୋକଙ୍କ ଭିତରେ ପରଶି ଦେବାକୁ ଦେଲେ। 17 ସବୁ ଲୋକ ଖାଇଲେ ଓ ତୃପ୍ତ ହୋଇଗଲେ। ତଥାପି ବହୁତ ଖାଦ୍ୟ ବଳିଗଲା। ବଳକା ଖାଦ୍ୟ ଟୁକୁରାତକ ଶିଷ୍ୟମାନେ ବାରଟି ଟୋକେଇରେ ଭର୍ତ୍ତି କଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center