Print Page Options
Previous Prev Day Next DayNext

New Testament in a Year

Read the New Testament from start to finish, from Matthew to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଲୂକ ଲିଖିତ ସୁସମାଗ୍ଭର 12:32-59

ଧନ ଉପରେ ଭରସା ରଖ ନାହିଁ

32 “ହେ ସାନ ମେଷପଲ! ଭୟ କର ନାହିଁ। ତୁମ୍ଭମାନଙ୍କ ପରମପିତା ତୁମ୍ଭମାନଙ୍କୁ ସେହି ସ୍ୱର୍ଗ ରାଜ୍ୟ ଦେବାକୁ ଗ୍ଭହାନ୍ତି। 33 ତେଣୁ ତୁମ୍ଭେମାନେ ନିଜର ସମସ୍ତ ସମ୍ପତ୍ତି ବିକି ଦେଇ ସେହି ଟଙ୍କା ଗରିବ ଲୋକଙ୍କ ମଧ୍ୟ ବାଣ୍ଟିଦିଅ। ଏ ସଂସାରର ଧନସମ୍ପତ୍ତି ସବୁଦିନ ପାଇଁ ରହିବ ନାହିଁ। ତେଣୁ ସବୁଦିନ ରହି ପାରୁଥିବା ଧନସମ୍ପତ୍ତି ସଂଗ୍ରହ କରା ନିଜ ପାଇଁ ସ୍ୱର୍ଗରେ ଧନସମ୍ପତ୍ତି ସଂଗ୍ରହ କର। ଏହା ଚିରକାଳ ରହିବ। ସ୍ୱର୍ଗରେ ତୁମ୍ଭମାନଙ୍କ ସମ୍ପତ୍ତିକୁ କେହି ଗ୍ଭେରେଇ ନେଇ ପାରିବ ନାହିଁ କି ତାକୁ କୀଟ ନଷ୍ଟ କରି ପାରିବ ନାହିଁ। 34 ତୁମ୍ଭମାନଙ୍କର ଧନସମ୍ପତ୍ତି ଯେଉଁଠାରେ ରହିବ, ତୁମ୍ଭମାନଙ୍କ ହୃଦୟ ମଧ୍ୟ ସେହିଠାରେ ରହିବ।

ସର୍ବଦା ପ୍ରସ୍ତୁତ ରୁହ(A)

35 “କର୍ମ ପାଇଁ ସର୍ବଦା ପ୍ରସ୍ତୁତ ରୁହ। ତୁମ୍ଭର ଦୀପଗୁଡ଼ିକ ଜଳେଇ ରଖ। 36 ବିବାହ ଭୋଜିରୁ ଫେରି ମାଲିକ ଯେପରି ତୁମ୍ଭମାନଙ୍କୁ ପ୍ରସ୍ତୁତ ଦେଖନ୍ତି, ଏପରି ଗ୍ଭକରମାନଙ୍କ ଭଳି ହୁଅ। କାରଣ ମାଲିକ ଫେରି ଆସି କବାଟ ବାଡ଼େଇବା ମାତ୍ରେ ଗ୍ଭକରମାନେ ସଙ୍ଗେ ସଙ୍ଗେ ମାଲିକକୁ ଦୁଆର ଫିଟେଇ ଦେବେ। 37 ସେହି ଗ୍ଭକରମାନେ ଧନ୍ୟ, ଯେଉଁମାନଙ୍କୁ ମାଲିକ ଫେରି ଆସି ଦେଖିବେ ଯେ ସେମାନେ ଜାଗ୍ରତ ଅଛନ୍ତି ଓ ତାହାଙ୍କୁ ଅପେକ୍ଷା କରି ରହିଛନ୍ତି। ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ମାଲିକ ମଧ୍ୟ ସେମାନଙ୍କ ସେବା ପାଇଁ ନିଜକୁ ପ୍ରସ୍ତୁତ କରିବେ। ସେ ସେମାନଙ୍କୁ ବସିବା ପାଇଁ କହିବେ ଓ ନିଜେ ଖାଦ୍ୟ ପରଶି ଦେବେ। 38 ସେହି ଗ୍ଭକରମାନଙ୍କୁ ମାଲିକଙ୍କ ପାଇଁ ଅଧରାତି ବା ତା’ଠାରୁ ଆହୁରି ଅଧିକ ସମୟ ଅପେକ୍ଷା କରିବାକୁ ପଡ଼ିପାରେ। କିନ୍ତୁ ମାଲିକ ଯେତେବେଳେ ଫେରି ଆସି ସେମାନଙ୍କୁ ସେପର୍ଯ୍ୟନ୍ତ ଅପେକ୍ଷା କରିଥିବାର ଦେଖିବେ, ସେତେବେଳେ ସେମାନେ ଖୁସୀ ହୋଇ ଯିବେ।

39 “ମନେରଖ, ଯଦି ଘରର ମାଲିକ ଆଗରୁ ଜାଣି ପାରନ୍ତି ଯେ, ଗ୍ଭେର କେତେବେଳେ ଆସିବ, ତେବେ ସେ ଗ୍ଭେରକୁ ଘରେ ପଶିବାକୁ ଦିଅନ୍ତେ ନାହିଁ। 40 ଏଣୁ ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ରୁହ। କାରଣ ମନୁଷ୍ୟପୁତ୍ର ଏପରି ଏକ ସମୟରେ ଆସିବେ, ଯେଉଁ ସମୟରେ ସେ ଆସିବେ ବୋଲି ତୁମ୍ଭେମାନେ ଆଦୌ ଭାବି ପାରି ନ ଥିବ।”

ବିଶ୍ୱସ୍ତ ସେବକ କିଏ

41 ପିତର ପଗ୍ଭରିଲେ, “ପ୍ରଭୁ! ଏହି ଦୃଷ୍ଟାନ୍ତ ଆପଣ ଆମ୍ଭ ପାଇଁ କହୁଛନ୍ତି ନା ସମସ୍ତଙ୍କ ପାଇଁ?”

42 ଏହା ଶୁଣି ଯୀଶୁ କହିଲେ, “ବିଶ୍ୱାସୀ ଓ ବୁଦ୍ଧିମାନ ସେବକ କିଏ? ମାଲିକ ଅନ୍ୟ ସେବକମାନଙ୍କୁ ସେମାନଙ୍କର ଖାଦ୍ୟ ଠିକ୍ ସମୟରେ ଦେବା ପାଇଁ ଜଣେ ଗ୍ଭକରକୁ ଦାୟିତ୍ୱ ଦେଇଥା’ନ୍ତି, ଯାହାକୁ ଏ କାମ କରିବା ପାଇଁ ମାଲିକ ବିଶ୍ୱାସ କରିବେ ସେ ସେବକ କିଏ? 43 ମାଲିକ ଯେବେ ଆସିଲେ ମଧ୍ୟ ଯେଉଁ ସେବକକୁ ସବୁବେଳେ କାମ ତୁଲାଉଥିବାର ଦେଖିବେ, ସେହି ସେବକ ବହୁତ ଖୁସୀ ହେବ। 44 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ମାଲିକ ତାକୁ ତାହାଙ୍କ ସମସ୍ତ ସମ୍ପତ୍ତିର ଦାୟିତ୍ୱରେ ରହିବା ପାଇଁ ବାଛିବେ।

45 “କିନ୍ତୁ ଯଦି ସେବକଟି ଦୁଷ୍ଟ ହୋଇଥିବ ଓ ମନେ ମନେ କହିବ, ମୋ’ ମାଲିକ ତୁରନ୍ତ ଆସିବେ ନାହିଁ, ତେବେ କ’ଣ ଘଟିବ? ସେ ଅନ୍ୟ ପୁରୁଷ ଓ ମହିଳା ସେବକମାନଙ୍କୁ ମାରପିଟ୍ କରିବା ଆରମ୍ଭ କରିଦେବ ଓ ନିଜେ ଖିଆପିଆରେ ବୁଡ଼ି ରହିବ ଓ ମଦ ପିଇ ମାତାଲ ହେବ। 46 ତା’ପରେ ସେହି ସେବକଟିର ମାଲିକ କୌଣସି ଦିନ ଆସି ପହଞ୍ଚି ଯିବେ। ସେତେବେଳେ ସେବକଟି ପ୍ରସ୍ତୁତ ନ ଥିବ। ମାଲିକ ଆସି ଏପରି ହଠାତ୍ ପହଞ୍ଚି ଯିବେ ବୋଲି ସେବକଟି ଭାବି ମଧ୍ୟ ପାରି ନ ଥିବ। ତା’ପରେ ମାଲିକ ସେବକଟିକୁ କଠିନ ଦଣ୍ଡ ଦେବେ ଓ ଅନ୍ୟ ଅବାଧ୍ୟ ଲୋକଙ୍କ ପାଖକୁ ତଡ଼ି ଦେବେ।

47 “ଯେଉଁ ସେବକ ଆଗରୁ ଜାଣିଥାଏ ଯେ, ମାଲିକଙ୍କ ଇଚ୍ଛା କ’ଣ କିନ୍ତୁ ସେଥିପାଇଁ ଆଦୌ ତତ୍ପର ହୁଏ ନାହିଁ, କିମ୍ବା ମାଲିକଙ୍କ ଇଚ୍ଛା ଅନୁସାରେ କାମ କରେନି, ସେହିଭଳି ସେବକକୁ ଭୀଷଣ ଦଣ୍ଡ ଦିଆଯିବ। 48 କିନ୍ତୁ ଯେଉଁ ସେବକ ନିଜ ମାଲିକଙ୍କ ଇଚ୍ଛା ବିଷୟରେ କିଛି ଜାଣି ନ ଥାଏ, ସେ ଦଣ୍ଡନୀୟ କାମ କରିବ ସେ। ତେବେ ତାକୁ ସେଥିପାଇଁ ନିଜ କର୍ତ୍ତବ୍ୟ ବିଷୟରେ ଜାଣିଥିବା ଗ୍ଭକର ଅପେକ୍ଷା କମ୍ ଦଣ୍ଡ ଦିଆଯିବ। କାରଣ ଯେଉଁ ଲୋକକୁ ଅଧିକ ଦିଆଯାଇଛି, ସେ ବିଷୟ ପାଇଁ ଦାୟୀ ହେବ। ଯେଉଁ ଲୋକକୁ ଅଧିକ ଦିଆଯାଇଛି ତା’ଠାରୁ ବହୁତ ଅଧିକ ଆଶା କରାଯିବ।”

ଲୋକମାନେ ଯୀଶୁଙ୍କ ସହ ଏକମତ ହେବେ ନାହିଁ(B)

49 ଯୀଶୁ କହି ଗ୍ଭଲିଲେ, “ମୁଁ ଏ ପୃଥିବୀରେ ନିଆଁ ଜଳେଇବାକୁ ଆସିଛି। ମୁଁ ଗ୍ଭହୁଁଛି ଏହା ଆଗରୁ ଜଳୁଥା’ନ୍ତା। 50 ମୋତେ ‘ଅନ୍ୟପ୍ରକାରର ବାପ୍ତିସ୍ମ’ [a] ଦ୍ୱାରା ବାପ୍ତିଜିତ ହେବାକୁ ପଡ଼ିବ। ଏହା ନ ହେବା ପର୍ଯ୍ୟନ୍ତ ମୁଁ ପୀଡ଼ା ଅନୁଭବ କରୁଛି। 51 ତୁମ୍ଭେମାନେ କ’ଣ ଭାବୁଛ ଯେ ମୁଁ ଶାନ୍ତି ଦେବା ପାଇଁ ଏ ପୃଥିବୀକୁ ଆସିଛି? ନା, ମୁଁ ପୃଥିବୀକୁ ଭାଗ ଭାଗ କରିଦେବାକୁ ଆସିଛି। 52 ଏଣିକି ବର୍ତ୍ତମାନଠାରୁ ଗୋଟିଏ ଘରେ ପାଞ୍ଚ ଜଣ ଲୋକ ଥିଲେ ସେମାନେ ପରସ୍ପରର ବିରୋଧୀ ହୋଇଯିବେ। ତିନି ଜଣ ଦୁଇଜଣଙ୍କ ବିରୁଦ୍ଧରେ ଠିଆ ହେବେ କିମ୍ବା ଦୁଇଜଣ ତିନି ଜଣଙ୍କ ବିରୁଦ୍ଧରେ ଠିଆ ହେବେ।

53 ବାପ ପୁଅର ବିରୋଧୀ,
    ପୁଅ ବାପର ବିରୋଧୀ,
ମା ଝିଅର ବିରୋଧୀ,
    ଝିଅ ମାର ବିରୋଧୀ,
ଶାଶୁ ବୋହୂର ବିରୋଧୀ
    ଓ ବୋହୂ ଶାଶୁର ବିରୋଧୀ ହୋଇଯିବ।”

ବୁଝିବା ସମୟର ଚିହ୍ନ(C)

54 ଯୀଶୁ ଲୋକମାନଙ୍କୁ କହିବାକୁ ଲାଗିଲେ, “ତୁମ୍ଭେମାନେ ପଶ୍ଚିମ ଦିଗରୁ ମେଘ ଉଠିବା ଦେଖିଲେ କୁହ, ‘ଝଡ଼ବର୍ଷା ଆସୁଛି’ ତା’ପରେ ତାହା ହିଁ ହୁଏ। 55 ଦକ୍ଷିଣ ଦିଗରୁ ପବନ ବୋହିଲେ ତୁମ୍ଭେମାନେ କୁହ, ‘ଗରମ ହେବ।’ ତା’ପରେ ତାହା ହିଁ ହୁଏ। 56 ହେ କପଟୀଗଣ! ତୁମ୍ଭେମାନେ ପାଗ ବିଷୟରେ ତ ଜାଣି ପାରୁଛ। ତେବେ ଏହି ସମୟରେ କ’ଣ ଘଟୁଛି, ତାହା କାହିଁକି ଜାଣି ପାରୁ ନାହଁ?

ନିଜ ସମସ୍ୟାର ସମାଧାନ କର(D)

57 “ଯାହା ଠିକ୍, ତାହା ତୁମ୍ଭେମାନେ ନିଜେ ନିଷ୍ପତ୍ତି କରି ପାରୁ ନାହଁ କାହିଁକି? 58 ଯଦି ତୁମ୍ଭେ ତୁମ୍ଭ ବିରୋଧୀ ସହିତ ବିଗ୍ଭରାଳୟକୁ ଯାଉଛ, ତେବେ ରାସ୍ତାରେ ତା’ ସହିତ ବୁଝାମଣା କରିବାକୁ ଚେଷ୍ଟା କର। ତା’ ନ ହେଲେ ସେ ତୁମ୍ଭକୁ ବିଗ୍ଭରପତିଙ୍କ ଆଗକୁ ଟାଣିନେବ। ବିଗ୍ଭରପତି ତୁମ୍ଭକୁ ଅଧିକାରୀଙ୍କ ହାତରେ ଦେଇଦେବେ ଏବଂ ଅଧିକାରୀ ତୁମ୍ଭକୁ କାରାଗାରରେ ବନ୍ଦୀ କରିବେ। 59 ଯେଉଁଦିନ ପର୍ଯ୍ୟନ୍ତ ତୁମ୍ଭେ ପ୍ରତ୍ୟେକ ଋଣର ମୂଲ୍ୟ ଶେଷ ପଇସା ପର୍ଯ୍ୟନ୍ତ ନ ଦେଇଛ, ସେ ପର୍ଯ୍ୟନ୍ତ ତୁମ୍ଭେମାନେ ସେଠାରୁ ମୁକ୍ତି ପାଇ ପାରିବ ନାହିଁ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center