Print Page Options
Previous Prev Day Next DayNext

New Testament in a Year

Read the New Testament from start to finish, from Matthew to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଲୂକ ଲିଖିତ ସୁସମାଗ୍ଭର 19:28-48

ଯୀଶୁଙ୍କର ଯିରୁଶାଲମ ପ୍ରବେଶ(A)

28 ଯୀଶୁ ଏସବୁ କହି ସାରିବା ପରେ ଯିରୁଶାଲମ ଆଡ଼କୁ ଯାତ୍ରା ଆରମ୍ଭ କଲେ। 29 ଜୀତପର୍ବତ ପାଖ ବେ‌ଥ୍‌ଫାଗୀ ଓ ବେଥନୀୟା ନଗର ପାଖକୁ ଯୀଶୁ ଆସିଗଲେ। ଯୀଶୁ ନିଜର ଦୁଇଜଣ ଶିଷ୍ୟଙ୍କୁ ଏହା କହି ପଠାଇଲେ, 30 “ଆଗରେ ଯେଉଁ ଗାଁ ଦେଖାଯାଉଛି, ସେଠାକୁ ଯାଅ। ତୁମ୍ଭେମାନେ ଗାଁରେ ପଶିବା ମାତ୍ରେ ସେଠାରେ ଗୋଟିଏ ଗଧଛୁଆ ବନ୍ଧା ହୋଇଥିବାର ଦେଖିବ। ସେହି ଗଧ ଉପରେ କେହି କେବେ ହେଲେ ଚଢ଼ି ନ ଥିବେ। ତାକୁ ଖୋଲି ଦେଇ ମୋ’ ପାଖକୁ ଆଣିବ। 31 ଯଦି କୌଣସି ଲୋକ ତୁମ୍ଭକୁ ପଗ୍ଭରେ ଯେ ତୁମ୍ଭେମାନେ ଗଧଟିକୁ କାହିଁକି ନେଇ ଯାଉଛ, ତେବେ ତୁମ୍ଭେମାନେ କହିବ ଯେ ପ୍ରଭୁଙ୍କର ଏଇଟି ଦରକାର ଅଛି।’”

32 ଦୁଇଜଣ ଶିଷ୍ୟ ସେହି ଗାଁକୁ ଗଲେ, ଯୀଶୁ ସେମାନଙ୍କୁ ଯେଭଳି କହିଥିଲେ, ଠିକ୍ ସେହି ଅନୁସାରେ ସେମାନେ ଗଧଟିକୁ ପାଇଗଲେ। 33 ଶିଷ୍ୟମାନେ ଗଧଟିକୁ ଫିଟାଉଥିବା ସମୟରେ ଗଧଟିର ମାଲିକମାନେ ବାହାରି ଆସିଲେ। ସେମାନେ ଶିଷ୍ୟମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ ଗଧଟିକୁ କାହିଁକି ଫିଟାଉଛ?”

34 ଶିଷ୍ୟମାନେ କହିଲେ, “ଏହାଠାରେ ପ୍ରଭୁଙ୍କର ଦରକାର ଅଛି।” 35 ତା’ପରେ ଶିଷ୍ୟମାନେ ଗଧଟିକୁ ଯୀଶୁଙ୍କ ପାଖକୁ ଆଣିଲେ। ସେମାନେ ଗଧ ପିଠି ଉପରେ ସେମାନଙ୍କର ଲୁଗା ପକେଇଲେ। ତା’ପରେ ସେମାନେ ଯୀଶୁଙ୍କୁ ଗଧ ଉପରେ ବସାଇଲେ। 36 ଯୀଶୁ ଗଧ ଉପରେ ବସି ଯିରୁଶାଲମ ଆଡ଼କୁ ଯାତ୍ରା କଲେ। ଲୋକମାନେ ଯୀଶୁଙ୍କ ଆଗରେ ରାସ୍ତା ଉପରେ ନିଜ ନିଜ ଲୁଗା ବିଛାଇ ଦେଲେ।

37 ଯୀଶୁ ଯିରୁଶାଲମର ପାଖ ହୋଇ ଆସୁଥିଲେ, ସେ ଜୀତପର୍ବତର ପାଦଦେଶ ନିକଟରେ ପହଞ୍ଚିଲେ। ଯୀଶୁଙ୍କର ସମୁଦାୟ ଶିଷ୍ୟଦଳ ଖୁସୀ ଥିଲେ। ସେମାନେ ଉଚ୍ଚସ୍ୱରରେ ପରମେଶ୍ୱରଙ୍କ ପ୍ରଶଂସା ଗାନ କରିବାକୁ ଲାଗିଲେ। ସେମାନେ ଯେଉଁସବୁ ଶକ୍ତିର କାର୍ଯ୍ୟମାନ ଦେଖୁଥିଲେ, ସେଥିପାଇଁ ପରମେଶ୍ୱରଙ୍କ ସ୍ତୁତିଗାନ କଲେ। ସେମାନେ କହିଲେ, 38 “ସ୍ୱାଗତ କରି କହିଲେ:

“‘ପ୍ରଭୁଙ୍କ ନାମରେ ଯେଉଁ ରାଜା ଆସୁଛନ୍ତି, ତାହାଙ୍କୁ ପରମେଶ୍ୱର ଆଶୀର୍ବାଦ କରନ୍ତୁ।’ (B)

ସ୍ୱର୍ଗରେ ଶାନ୍ତି ଓ ପରମେଶ୍ୱରଙ୍କ ମହିମା ହେଉ।”

39 ଜନଗହଳିରେ କେତେ ଜଣ ରହିଥିବା ଫାରୂଶୀ ଯୀଶୁଙ୍କୁ କହିଲେ, “ଗୁରୁ, ତୁମ୍ଭର ଶିଷ୍ୟମାନଙ୍କୁ ଏ ସବୁ କଥା ନ କହିବାକୁ କୁହ।”

40 କିନ୍ତୁ ଯୀଶୁ କହିଲେ, “ମୁଁ ତୁମ୍ଭମାନଙ୍କୁ କହୁଛି, ଏସବୁ କଥା ନିଶ୍ଚୟ କୁହାଯିବ। ଯଦି ମୋର ଶିଷ୍ୟମାନେ ଏସବୁ କଥା ନ କୁହନ୍ତି। ତାହାହେଲେ ଏ ପଥର ସବୁ ପାଟି କରି ତାହା ସବୁ କହିବେ।”

ଯିରୁଶାଲମ ପାଇଁ ଯୀଶୁଙ୍କର କ୍ରନ୍ଦନ

41 ଯୀଶୁ ଯିରୁଶାଲମ ପାଖରେ ପହଞ୍ଚିଲେ। ଯୀଶୁ ଯିରୁଶାଲମ ନଗରକୁ ଦେଖି ତା’ ପାଇଁ କାନ୍ଦି ପକାଇଲେ। 42 ଯୀଶୁ ଯିରୁଶାଲମକୁ କହିଲେ, “ତୁମ୍ଭକୁ କିପରି ଶାନ୍ତି ମିଳି ପାରିବ, ତାହା ତୁମ୍ଭେମାନେ ଆଜି ଅନ୍ତତଃ ଜାଣି ପାରନ୍ତ! କିନ୍ତୁ ତାହା ତୁମ୍ଭେମାନେ ଜାଣି ପାରିବ ନାହିଁ। କାରଣ ତାହା ତୁମ୍ଭ ପାଖରୁ ଗୁପ୍ତ ରଖା ଯାଇଛି। 43 ତୁମ୍ଭ ସକାଶେ ଏପରି ସମୟ ଆସୁଛି। ଯେତେବେଳେ କି ତୁମ୍ଭର ଶତ୍ରୁମାନେ ତୁମ୍ଭ ଗ୍ଭରିପଟେ ଗୋଟିଏ ପାଚେରୀ ତିଆରି କରିଦେବେ। ତୁମ୍ଭ ଶତ୍ରୁମାନେ ତୁମ୍ଭକୁ ଫେରିଯାଇ ଅବରୋଧ କରିବେ। 44 ସେମାନେ ତୁମ୍ଭକୁ ଓ ତୁମ୍ଭ ଲୋକମାନଙ୍କୁ ନଷ୍ଟ କରିଦେବେ। ତୁମ୍ଭ କୋଠାଗୁଡ଼ିକର ଗୋଟିଏ ହେଲେ ପଥର ଅନ୍ୟ ପଥରଟି ଉପରେ ସେମାନେ ରଖେଇ ଦେବେ ନାହିଁ। ଏସବୁ ଘଟିବ। କାରଣ ତୁମ୍ଭକୁ ଉଦ୍ଧାର କରିବା ପାଇଁ ପରମେଶ୍ୱର ଯେତେବେଳେ ଆସିଥିଲେ, ସେ ସମୟଟିକୁ ତୁମ୍ଭେ ଚିହ୍ନି ପାରିଲ ନାହିଁ।”

ଯୀଶୁ ମନ୍ଦିରକୁ ଯାଆନ୍ତି(C)

45 ଯୀଶୁ ମନ୍ଦିର ଭିତରକୁ ଗଲେ। ସେ ମନ୍ଦିର ପରିସର ଭିତରେ କିଣା ବିକା କରୁଥିବା ଲୋକମାନଙ୍କୁ ବାହାର କରିବାକୁ ଲାଗିଲେ। 46 ଯୀଶୁ କହିଲେ, “ଶାସ୍ତ୍ରରେ ଲେଖାଅଛି: ‘ମୋ’ ଗୃହ ପ୍ରାର୍ଥନାଗୃହ ହେବ।’ [a] କିନ୍ତୁ ତୁମ୍ଭେମାନେ ଏହାକୁ ଗ୍ଭେରମାନଙ୍କ ଆଡ୍ଡ଼ାସ୍ଥଳି କରି ଦେଇଛ।’”

47 ଯୀଶୁ ପ୍ରତିଦିନ ମନ୍ଦିରରେ ଉପଦେଶ ଦେଉଥିଲେ। ପ୍ରଧାନଯାଜକ, ଧର୍ମଶାସ୍ତ୍ରୀ ଓ ଯିହୂଦୀ ନେତାମାନେ ଯୀଶୁଙ୍କୁ ଜୀବନରେ ମାରି ଦେବାକୁ ଗ୍ଭହୁଁଥିଲେ। 48 କିନ୍ତୁ ସବୁ ଲୋକ ଯୀଶୁଙ୍କ ଉପଦେଶ ମନଧ୍ୟାନ ଦେଇ ଶୁଣୁଥିଲେ। ସେମାନେ ଯୀଶୁଙ୍କ କଥାପ୍ରତି ପ୍ରବଳ ଆଗ୍ରହ ପ୍ରକାଶ କରୁଥିଲେ। ତେଣୁ ପ୍ରଧାନଯାଜକ, ଧର୍ମଶାସ୍ତ୍ରୀ ଓ ଯିହୂଦୀ ନେତାମାନେ କ’ଣ କରିବେ ବୋଲି କିଛି ସ୍ଥିର କରି ପାରୁ ନ ଥିଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center