New Testament in a Year
ତୁମ୍ଭର ବିଶ୍ୱାସ ହରାଅ ନାହିଁ(A)
31 “କୃଷକ ତା’ର ଗହମକୁ ଗ୍ଭଲୁଣୀରେ ଚଲାଇବା ଭଳି ଶୟତାନ ତୁମ୍ଭମାନଙ୍କୁ ଚଲାଇବା ପାଇଁ ଅନୁମତି ପାଇଛି। ଶିମୋନ! ହେ ଶିମୋନ, 32 ମୁଁ ପ୍ରାର୍ଥନା କରିଛି ଯେ ତୁମ୍ଭର ବିଶ୍ୱାସ ଲୋପ ନ ହେଉ। ତୁମ୍ଭେମାନେ ମୋ’ ପାଖକୁ ଫେରି ଆସିବା ସମୟରେ ନିଜ ଭାଇମାନଙ୍କୁ ବିଶ୍ୱାସରେ ଦୃଢ଼ ହେବା ପାଇଁ ସାହାଯ୍ୟ କର।”
33 କିନ୍ତୁ ପିତର ଯୀଶୁଙ୍କୁ କହିଲେ, “ପ୍ରଭୁ, ମୁଁ ଆପଣଙ୍କ ସହିତ କାରାଗାରକୁ ଯିବାକୁ ପ୍ରସ୍ତୁତ ଅଛି। ଏପରିକି ମୁଁ ଆପଣଙ୍କ ସହିତ ମରିବା ପାଇଁ ପ୍ରସ୍ତୁତ ଅଛି।”
34 ଯୀଶୁ କିନ୍ତୁ କହିଲେ, “ପିତର, ଆସନ୍ତା କାଲି ସକାଳେ କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ କହିବ ଯେ, ତୁମ୍ଭେ ମୋତେ ଜାଣି ନାହଁ। ଏ କଥା ତୁମ୍ଭେ ତିନିଥର କହିବ।”
ଅସୁବିଧା ପାଇଁ ପ୍ରସ୍ତୁତ ରୁହ
35 ତା’ପରେ ଯୀଶୁ ପ୍ରେରିତମାନଙ୍କୁ କହିଲେ, “ମୁଁ ଲୋକମାନଙ୍କ ନିକଟରେ ଉପଦେଶ ଦେବା ପାଇଁ ତୁମ୍ଭମାନଙ୍କୁ ପଠାଇଥିଲି। ମୁଁ ତୁମ୍ଭମାନଙ୍କୁ ଟଙ୍କା, ଥଳି ଓ ଜୋତା ବିନା ପଠାଇଥିଲି। ତୁମ୍ଭମାନଙ୍କର କୌଣସିଟିରେ ଅଭାବ ଥିଲା କି?”
ପ୍ରେରିତମାନେ କହିଲେ, “ନା।”
36 ଯୀଶୁ ସେମାନଙ୍କୁ କହିଲେ, “କିନ୍ତୁ ଏବେ ଯଦି ତୁମ୍ଭମାନଙ୍କ ପାଖରେ ଟଙ୍କା କି ଥଳି ଥାଏ, ତେବେ ତାହା ନିଜ ସାଙ୍ଗରେ ନିଅ। ଯଦି ତୁମ୍ଭମାନଙ୍କର ଖଣ୍ଡାଟିଏ ନ ଥାଏ, ତେବେ ତୁମ୍ଭେମାନେ ନିଜର କୋଟ ମଧ୍ୟ ବିକିଦେଇ ଖଣ୍ଡା କିଣ। 37 ଶାସ୍ତ୍ର କହେ:
‘ଲୋକମାନେ କହିଲେ ଯେ ସେ ଜଣେ ଅପରାଧୀ।’ (B)
ଏହି ଶାସ୍ତ୍ରର ବାକ୍ୟ ନିଶ୍ଚୟ ଘଟିବ, ଏହା ମୋ’ ବିଷୟରେ ଲେଖାଥିଲା ଏବଂ ଏହା ଏବେ ଘଟୁଛି।”
38 ଶିଷ୍ୟମାନେ କହିଲେ, ଦେଖନ୍ତୁ ପ୍ରଭୁ ଏଠାରେ ଦୁଇଟି ଖଣ୍ଡା ଅଛି, ଯୀଶୁ କହିଲେ, “ଦୁଇଟି ଖଣ୍ଡା ଯଥେଷ୍ଟ।”
ଯୀଶୁ ପ୍ରେରିତମାନଙ୍କୁ ପ୍ରାର୍ଥନା କରିବାକୁ କହିଲେ(C)
39 ଯୀଶୁ ଯିରୁଶାଲମ ନଗର ଛାଡ଼ି ଜୀତପର୍ବତ ଉପରକୁ ଗଲେ। ସେ ଏପରି ଅଧିକାଂଶ ସମୟରେ କରୁଥିଲେ। ତାହାଙ୍କର ଶିଷ୍ୟମାନେ ତାହାଙ୍କ ସହିତ ଗଲେ। 40 ସେଠାରେ ପହଞ୍ଚି ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ତୁମ୍ଭେମାନେ ଯେପରି ପରୀକ୍ଷାରେ ନ ପଡ଼ ଏଥିପାଇଁ ପ୍ରାର୍ଥନା କର।”
41 ତା’ପରେ ଯୀଶୁ ସେମାନଙ୍କଠାରୁ ପ୍ରାୟ ପଗ୍ଭଶ ମିଟର ଦୂରକୁ ଗଲେ। ସେ ଆଣ୍ଠୁ ମାଡ଼ି ବସି ପଡ଼ି ପ୍ରାର୍ଥନା କଲେ, 42 “ହେ ପରମପିତା, ଯଦି ଏହା ତୁମ୍ଭର ଇଚ୍ଛା, ତେବେ ଦୁଃଖ ‘ଯାତନାର ଏହି ପାନପାତ୍ର’ [a] ମୋ’ଠାରୁ ଦୂର କର। କିନ୍ତୁ ଯାହା ତୁମ୍ଭର ଇଚ୍ଛା ତାହା କର। ମୋ’ ଇଚ୍ଛାରେ ନୁହେଁ।” 43 ତା’ପରେ ସ୍ୱର୍ଗରୁ ଜଣେ ଦୂତ ଆସି ଦେଖାଦେଲେ। ସେହି ସ୍ୱର୍ଗଦୁତଙ୍କୁ ଯୀଶୁଙ୍କୁ ସାହାଯ୍ୟ କରିବା ପାଇଁ ପଠାଯାଇଥିଲା। 44 ଯୀଶୁ ମର୍ମାନ୍ତକ ପୀଡ଼ାରେ ବୁଡ଼ି ରହି ଆହୁରି ଦୃଢ଼ ଭାବରେ ପ୍ରାର୍ଥନା କରିବାକୁ ଲାଗିଲେ। ତାହାଙ୍କ ମୁହଁରୁ ଘନ ଘନ ରକ୍ତ ଟୋପା ଭଳି ଝାଳ ବାହାରି ଆସି ଭୂଇଁରେ ପଡ଼ିଲା। 45 ଯୀଶୁ ପ୍ରାର୍ଥନା କରିସାରି ଶିଷ୍ୟମାନଙ୍କ ପାଖକୁ ଫେରିଗଲେ। ସେମାନେ ସମସ୍ତେ ଶୋଇପଡ଼ିଥିଲେ, ସେମାନଙ୍କ ଦୁଃଖ ସେମାନଙ୍କୁ ବହୁତ କ୍ଳାନ୍ତ କରି ପକାଇଥିଲା। 46 ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ଶୋଇ ପଡ଼ିଛ? ଉଠ ଓ ପରୀକ୍ଷାରେ ନ ପଡ଼ିବାକୁ ତଥା ଶକ୍ତିଲାଭ ପାଇଁ ପ୍ରାର୍ଥନା କର।”
2010 by World Bible Translation Center