New Testament in a Year
ଯୀଶୁ, ପରମେଶ୍ୱରଙ୍କ ମେଷଶାବକ
29 ତହିଁ ଆରଦିନ ଯୋହନ ଯୀଶୁଙ୍କୁ ତାହାଙ୍କ ପାଖକୁ ଆସିବାର ଦେଖିଲେ। ଯୋହନ କହିଲେ, “ଏହି ଦେଖ, ପରମେଶ୍ୱରଙ୍କର ମେଷଶାବକ। ସେ ପୃଥିବୀର ପାପ ବୋହି ନିଅନ୍ତି। 30 ମୁଁ ଆଗରୁ ଏହି ବ୍ୟକ୍ତିଙ୍କ ବିଷୟରେ କହିଥିଲି। ମୁଁ କହିଥିଲି, ‘ମୋ’ ପରେ ଜଣେ ବ୍ୟକ୍ତି ଆସୁଛନ୍ତି, ସେ ମୋ’ଠାରୁ ଶ୍ରେଷ୍ଠ। ସେ ମୋ’ ପୂର୍ବରୁ ବାସ କରୁଥିଲେ, ସେ ସର୍ବଦା ରହିଛନ୍ତି।’ 31 ମୁଁ ନିଜେ ମଧ୍ୟ ତାହାଙ୍କୁ ଜାଣି ନ ଥିଲି। କିନ୍ତୁ ଇସ୍ରାଏଲ ଯେପରି ଜାଣି ପାରିବ ଯେ ଯୀଶୁ ଖ୍ରୀଷ୍ଟ [a] ଅଟନ୍ତି। ଏଥିନିମନ୍ତେ ମୁଁ ଲୋକମାନଙ୍କୁ ଜଳରେ ବାପ୍ତିଜିତ କରିବା ପାଇଁ ଆସିଅଛି।”
32-33 ତା’ପରେ ଯୋହନ କହିଲେ, “ଖ୍ରୀଷ୍ଟ କିଏ ବୋଲି ମୁଁ ମଧ୍ୟ ଜାଣି ନ ଥିଲି। କିନ୍ତୁ ପରମେଶ୍ୱର ମୋତେ ଲୋକମାନଙ୍କୁ ଜଳରେ ବାପ୍ତିଜିତ ଦେବା ପାଇଁ ପଠେଇଥିଲେ। ଏବଂ ପରମେଶ୍ୱର ମୋତେ କହିଥିଲେ, ‘ତୁମ୍ଭେ ପବିତ୍ରଆତ୍ମାଙ୍କୁ ଅବତରଣ କରିବା ଓ ଜଣେ ବ୍ୟକ୍ତିଙ୍କ ଉପରେ ସ୍ଥିର ହୋଇ ରହିବା ଦେଖିବ, ସେହି ବ୍ୟକ୍ତି ଯେକି ପବିତ୍ରଆତ୍ମାଙ୍କ ଦ୍ୱାରା ବାପ୍ତିଜିତ ଦେବେ।’” ଯୋହନ କହିଲେ, “ଏସବୁ ଘଟିବାର ମୁଁ ଦେଖିଛି। ସ୍ୱର୍ଗରୁ ଆତ୍ମା ଅବତରଣ କରିବାର ମୁଁ ଦେଖିଲି। ସେହି ଆତ୍ମା ଗୋଟିଏ କପୋତ ପରି ଦେଖା ଯାଉଥିଲେ ଓ ଯୀଶୁଙ୍କ ଉପରେ ବସି ରହିଥିବାର ମୁଁ ଦେଖିଲି। 34 ତେଣୁ ମୁଁ ଲୋକମାନଙ୍କୁ ଏହା କହେ: ‘ସେ (ଯୀଶୁ) ପରମେଶ୍ୱରଙ୍କର ପୁତ୍ର।’”
ଯୀଶୁଙ୍କର ପ୍ରଥମ ଶିଷ୍ୟମାନେ
35 ତହିଁ ଆରଦିନ ଯୋହନ ପୁଣି ସେଠାରେ ଥିଲେ, ତାହାଙ୍କ ସହିତ ତାହାଙ୍କର ଦୁଇଜଣ ଶିଷ୍ୟ ଥିଲେ। 36 ସେତେବେଳେ ଯୋହନ ଯୀଶୁଙ୍କୁ ଯିବାର ଦେଖିଲେ। ସେ କହିଲେ, “ଦେଖ, ପରମେଶ୍ୱରଙ୍କର ମେଷଶାବକ।”
37 ସେହି ଦୁଇଜଣ ଶିଷ୍ୟ ଯୋହନଙ୍କ କଥା ଶୁଣିଲେ, ତେଣୁ ସେମାନେ ଯୀଶୁଙ୍କ ଅନୁସରଣ କଲେ। 38 ଯୀଶୁ ବୁଲି ପଡ଼ି ଦେଖିଲେ ଯେ, ସେହି ଦୁଇଜଣ ବ୍ୟକ୍ତି ତାହାଙ୍କ ଅନୁସରଣ କରୁଛନ୍ତି। ସେ ପଗ୍ଭରିଲେ, “ତୁମ୍ଭେମାନେ କ’ଣ ଗ୍ଭହଁ?”
ସେମାନେ ଉତ୍ତର ଦେଲେ, “ରାବ୍ବୀ, ଆପଣ କେଉଁଠାରେ ରହୁଛନ୍ତି?” (“ରାବ୍ବୀ” ଅର୍ଥାତ୍ “ଗୁରୁ”)
39 ଯୀଶୁ ସେମାନଙ୍କୁ କହିଲେ, “ମୋ’ ସହିତ ଆସ, ତୁମ୍ଭେମାନେ ଦେଖିବ।” ତେଣୁ ସେହି ଦୁଇଜଣ ଯୀଶୁଙ୍କ ସହିତ ଗଲେ। ସେମାନେ ତାହାଙ୍କର ରହିବା ସ୍ଥାନ ଦେଖିଲେ। ସେ ଦିନ ସେମାନେ ଯୀଶୁଙ୍କ ସିହତ ରହିଲେ। ସେତେବେଳେ ସମୟ ପ୍ରାୟ ଗ୍ଭରିଘଣ୍ଟା ହୋଇଥିଲା
40 ଏହି ଦୁଇ ଜଣ ଲୋକ ଯୋହନଙ୍କଠାରୁ ଯୀଶୁଙ୍କ ବିଷୟରେ ଶୁଣି ତାହାଙ୍କର ଅନୁସରଣ କରିଥିଲେ, ସେ ଦୁଇ ଜଣଙ୍କ ମଧ୍ୟରୁ ଜଣେ ଥିଲେ ଆନ୍ଦ୍ରିୟ। ଆନ୍ଦ୍ରିୟ ଶିମୋନ ପିତରଙ୍କର ଭାଇ ଥିଲେ। 41 ଆନ୍ଦ୍ରିୟ ପ୍ରଥମେ ତାହାଙ୍କ ଭାଇ ଶିମୋନଙ୍କ ପାଖକୁ ଗଲେ। ସେ ଶିମୋନଙ୍କୁ କହିଲେ, “ଆମ୍ଭେ ମଶୀହଙ୍କୁ ଭେଟିଛୁ।” (“ମଶୀହ” ଅର୍ଥାତ୍ “ଖ୍ରୀଷ୍ଟ।”)
42 ତା’ପରେ ଆନ୍ଦ୍ରିୟ ଶିମୋନଙ୍କୁ ଯୀଶୁଙ୍କ ପାଖକୁ ଆଣିଲେ। ଯୀଶୁ ତାହାଙ୍କୁ ଗ୍ଭହିଁ କହିଲେ, “ତୁମ୍ଭେ ଯୋହନଙ୍କ ପୁତ୍ର ଶିମୋନ। ତୁମ୍ଭକୁ କେଫା ନାମରେ ଡକା ହେବ।” (“କେଫା” ଅର୍ଥାତ୍ “ପିତର।”)
43 ତା’ ପରଦିନ ଯୀଶୁ ଗାଲିଲୀକୁ ଯିବା ପାଇଁ ସ୍ଥିର କଲେ। ସେ ଫିଲିପ୍ପଙ୍କୁ ଦେଖି କହିଲେ, “ମୋର ଅନୁସରଣ କର।” 44 ଫିଲିପ୍ପ ମଧ୍ୟ ଆନ୍ଦ୍ରିୟ ଓ ପିତରଙ୍କ ପରି ବେଥ୍ସାଇଦା ସହରର ଲୋକ ଥିଲେ। 45 ଫିଲିପ୍ପ ନିଥନିୟେଲଙ୍କର ଦେଖା ପାଇ କହିଲେ, “ମୋଶା ବ୍ୟବସ୍ଥାରେ ଯାହା ଲେଖିଥିଲେ, ତାହା ମନେ ପକାଅ। ମୋଶା ଜଣେ ବ୍ୟକ୍ତିଙ୍କ ଆଗମନ ବିଷୟରେ ଲେଖିଥିଲେ। ଭବିଷ୍ୟଦ୍ବକ୍ତାମାନେ ମଧ୍ୟ ତାହାଙ୍କ ବିଷୟରେ ଲେଖିଥିଲେ। ଆମ୍ଭେ ତାହାଙ୍କୁ ଭେଟିଛୁ, ତାହାଙ୍କ ନାମ ଯୀଶୁ। ସେ ଯୋଷେଫଙ୍କର ପୁତ୍ର। ସେ ନାଜରିତରୁ ଆସିଛନ୍ତି।”
46 ନିଥନିୟେଲ ଫିଲିପ୍ପଙ୍କୁ କହିଲେ, “ନାଜରିତ, ନାଜରିତରୁ କ’ଣ କୌଣସି ଉତ୍ତମ ବସ୍ତୁ ଉତ୍ପନ୍ନ ହୋଇପାରେ?”
ଫିଲିପ୍ପ ଉତ୍ତର ଦେଲେ, “ତୁମ୍ଭେ ଆସି ଦେଖ।”
47 ଯୀଶୁ ନିଥନିୟେଲଙ୍କୁ ତାହାଙ୍କ ଆଡ଼େ ଆସିବାର ଦେଖିଲେ। ସେ କହିଲେ, “ଏହି ଲୋକ ପ୍ରକୃତରେ ପରମେଶ୍ୱରଙ୍କର ଜଣେ ବ୍ୟକ୍ତି। ତାହାଙ୍କଠାରେ କୌଣସି ଅସାଧୁତା ନାହିଁ।”
48 ନିଥନିୟେଲ ତାହାଙ୍କୁ ପଗ୍ଭରିଲେ, “ଆପଣ ମୋତେ କିପରି ଜାଣିଲେ?”
ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ଡିମିରି ଗଛ ତଳେ ଦେଖିଥିଲି, ଫିଲିପ୍ପ ତୁମ୍ଭକୁ ମୋ’ ବିଷୟରେ କହିବା ପୂର୍ବରୁ ମୁଁ ତୁମ୍ଭକୁ ଦେଖିଥିଲି।”
49 ତା’ପରେ ନିଥନିୟେଲ ଯୀଶୁଙ୍କୁ କହିଲେ, “ହେ ଗୁରୁ, ଆପଣ ପରମେଶ୍ୱରଙ୍କ ପୁତ୍ର। ଆପଣ ଇସ୍ରାଏଲର ରାଜା।”
50 ଯୀଶୁ ନିଥନିୟେଲଙ୍କୁ କହିଲେ, “ମୁଁ ତୁମ୍ଭକୁ କହିଲି ଯେ, ମୁଁ ତୁମ୍ଭକୁ ଡିମିରି ଗଛ ତଳେ ଦେଖିଥିଲି। ସେଥିପାଇଁ ତୁମ୍ଭେ ମୋତେ ବିଶ୍ୱାସ କରୁଛ। କିନ୍ତୁ ତୁମ୍ଭେ ତା’ଠାରୁ ଆହୁରି ଶ୍ରେଷ୍ଠତର ବିଷୟ ଦେଖିବ।” 51 ଯୀଶୁ ପୁଣି କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ତୁମ୍ଭେମାନେ ସ୍ୱର୍ଗ ଖୋଲି ଯିବାର ଦେଖିବ। ତୁମ୍ଭେମାନେ ପରମେଶ୍ୱରଙ୍କ ‘ଦୂତମାନଙ୍କୁ [b] ମନୁଷ୍ୟପୁତ୍ରଙ୍କ [c] ନିକଟକୁ ଆରୋହଣ ଓ ଅବତରଣ’ କରୁଥିବାର ଦେଖିବ।”
2010 by World Bible Translation Center