New Testament in a Year
25 ମୁଁ ତୁମ୍ଭକୁ ସତ୍ୟ କହୁଛି, ଗୋଟିଏ ଗୁରୁତ୍ୱପୂର୍ଣ୍ଣ ସମୟ ଆସୁଛି। ସେ ସମୟ ଆସି ଗଲାଣି । ପାପ ଦ୍ୱାରା ମୃତ ଲୋକମାନେ ଈଶ୍ୱରଙ୍କ ପୁତ୍ରଙ୍କର ସ୍ୱର ଶୁଣିବେ। ପୁତ୍ରଙ୍କର ସ୍ୱର ଶୁଣି ଗ୍ରହଣ କରିଥିବା ଲୋକମାନେ ଅନନ୍ତ ଜୀବନ ଲାଭ କରିବେ। 26 ସ୍ୱୟଂ ପରମପିତା ହେଉଛନ୍ତି ଜୀବନର ଉତ୍ସ। ଅତଏବ ସେ ପୁତ୍ରଙ୍କୁ ଜୀବନ ଦାନ କରିବା ପାଇଁ ଅନୁମତି ଦେଇଛନ୍ତି। 27 ଲୋକଙ୍କର ବିଗ୍ଭର କରିବା ପାଇଁ ସେ ପୁତ୍ରଙ୍କୁ କ୍ଷମତା ଦେଇଛନ୍ତି। କାରଣ ସେ ମନୁଷ୍ୟପୁତ୍ର [a] ଅଟନ୍ତି।
28 “ତୁମ୍ଭେ ଏଥିରେ ଆଶ୍ଚର୍ଯ୍ୟ ହୁଅ ନାହିଁ। ଏପରି ସମୟ ଆସୁଛି, ଯେତେବେଳେ ସମାଧିସ୍ଥ ସମସ୍ତ ମୃତ ଲୋକମାନେ ତାହାଙ୍କର ସ୍ୱର ଶୁଣିବେ। 29 ସେମାନେ ସେମାନଙ୍କର ସମାଧିରୁ ବାହାରିବେ। ଜୀବନରେ ସତ୍ କାର୍ଯ୍ୟ କରିଥିବା ଲୋକମାନେ ଉଠିବେ ଓ ଅନନ୍ତ ଜୀବନ ପାଇବେ। କିନ୍ତୁ କୁକାର୍ଯ୍ୟ କରିଥିବା ଲୋକମାନେ ଦୋଷୀ ଭାବରେ ବିଗ୍ଭରିତ ହେବା ପାଇଁ ଉଠିବେ।
30 “ମୁଁ ଏକୁଟିଆ କିଛି କରି ପାରିବି ନାହିଁ। ମୁଁ କେବଳ ପରମେଶ୍ୱରଙ୍କ କହିବା ଅନୁସାରେ ବିଗ୍ଭର କରେ। ତେଣୁ ମୋର ବିଗ୍ଭର ଠିକ୍, କାରଣ ମୁଁ ନିଜକୁ ସନ୍ତୁଷ୍ଟ କରିବା ପାଇଁ ଚେଷ୍ଟା କରେ ନାହିଁ। କିନ୍ତୁ ପରମେଶ୍ୱରଙ୍କୁ ସନ୍ତୁଷ୍ଟ କରିବା ପାଇଁ ମୁଁ ଇଚ୍ଛା କରେ, ଯିଏ ମୋତେ ପଠାଇଛନ୍ତି।
ଯୀଶୁଙ୍କର ଯିହୂଦୀ ନେତାମାନଙ୍କ ସହିତ କଥାବାର୍ତ୍ତା ପ୍ରବୃତ୍ତ
31 “ମୁଁ ଯଦି ଲୋକମାନଙ୍କୁ ମୋ’ ନିଜ ବିଷୟରେ କୁହେ, ଓ ସେମାନଙ୍କୁ ମୋର ସାକ୍ଷ୍ୟ ଦିଏ, ସେମାନେ ମୋର ସାକ୍ଷ୍ୟ ଗ୍ରହଣ କରିବେ ନାହିଁ। 32 କିନ୍ତୁ ଅନ୍ୟ ଜଣେ ଅଛନ୍ତି, ଯିଏ କି ଲୋକମାନଙ୍କୁ ମୋର ବିଷୟରେ ସାକ୍ଷ୍ୟ ଦିଅନ୍ତି। ଏବଂ ମୁଁ ଜାଣେ, ମୋ’ ବିଷୟରେ ସେ ଯାହା କହନ୍ତି, ତାହା ସବୁ ସତ୍ୟ।
33 “ତୁମ୍ଭେ ଯୋହନଙ୍କ ପାଖକୁ ଲୋକ ପଠାଇଛ। ସେ ତୁମ୍ଭମାନଙ୍କୁ ସତ୍ୟ ସମ୍ବନ୍ଧରେ କହିଛନ୍ତି। 34 ମୋ’ ବିଷୟରେ ସାକ୍ଷୀ ଦେବା ପାଇଁ କୌଣସି ବ୍ୟକ୍ତିର ପ୍ରୟୋଜନ ନାହିଁ କିନ୍ତୁ ମୁଁ ତୁମ୍ଭକୁ ଏହିସବୁ କହୁଛି ଯେପରି ତୁମ୍ଭେମାନେ ତାହାଦ୍ୱାରା ଉଦ୍ଧାର ପାଇ ପାରିବ। 35 ଯୋହନ ଗୋଟିଏ ପ୍ରଦୀପ ପରି ଜଳି ଆଲୋକ ଦେଇଥିଲେ। ଏବଂ ତୁମ୍ଭେମାନେ ସେହି ଆଲୋକ କିଛି କ୍ଷଣ ପାଇଁ ଉପଭୋଗ କରି ଖୁସୀ ହେଲ।
36 “କିନ୍ତୁ ମୋ’ ପାଖରେ ମୋ’ ସମ୍ବନ୍ଧରେ ଗୋଟିଏ ପ୍ରମାଣ ଅଛି, ଯାହା ଯୋହନଙ୍କ ପ୍ରମାଣଠାରୁ ଅଧିକ ମହତ୍ତ୍ୱପୂର୍ଣ୍ଣ। ମୁଁ ଯାହାସବୁ କରୁଛି, ତାହା ସବୁ ମୋର ପ୍ରମାଣ। ପରମପିତା ମୋତେ ଏସବୁ କରିବା ପାଇଁ ଦେଇଥିଲେ। ଏହିସବୁ କାର୍ଯ୍ୟରୁ ଏହା ପ୍ରମାଣିତ ହୁଏ ଯେ ପରମପିତା ମୋତେ ପଠାଇଛନ୍ତି। 37 ପରମପିତା ମୋତେ ପଠାଇଛନ୍ତି ଓ ନିଜେ ମୋ’ ବିଷୟରେ ପ୍ରମାଣ ଦେଇଛନ୍ତି। କିନ୍ତୁ ତୁମ୍ଭେ କେବେ ତାହାଙ୍କର ସ୍ୱର ଶୁଣି ନାହଁ। ତାହାଙ୍କର କିପରି ରୂପ, ତାହା ମଧ୍ୟ ତୁମ୍ଭେ ଦେଖି ନାହଁ। 38 ପରମପିତାଙ୍କର ଉପଦେଶ ତୁମ୍ଭଠାରେ ବାସ କରି ନାହିଁ। ଏହାର କାରଣ, ସେ ପଠାଇଥିବା ବ୍ୟକ୍ତିଠାରେ ତୁମ୍ଭେମାନେ ବିଶ୍ୱାସ ରଖି ନାହଁ। 39 “ତୁମ୍ଭେମାନେ ଯତ୍ନ ସହକାରେ ଧର୍ମ ଶାସ୍ତ୍ରଗୁଡ଼ିକ ଅଧ୍ୟୟନ କରୁଛ। କାରଣ ତୁମ୍ଭେମାନେ ବିଶ୍ୱାସ କର ଯେ, ସେହି ଧର୍ମଶାସ୍ତ୍ର ଦ୍ୱାରା ହିଁ ତୁମ୍ଭେମାନେ ଅନନ୍ତ ଜୀବନ ପାଇବ। ସେହି ଧର୍ମଶାସ୍ତ୍ର ଗୁଡ଼ିକ ମୋ’ ବିଷୟରେ କହେ। 40 କିନ୍ତୁ ତୁମ୍ଭେମାନେ ଅନନ୍ତ ଜୀବନ ପାଇବା ପାଇଁ ମୋ’ ନିକଟକୁ ଆସୁ ନାହଁ।
41 “ମୁଁ ଲୋକମାନଙ୍କଠାରୁ ପ୍ରଶଂସା ଗ୍ଭହୁଁ ନାହିଁ। 42 କିନ୍ତୁ ମୁଁ ତୁମ୍ଭକୁ ଜାଣେ। ମୁଁ ଜାଣେ ଯେ ତୁମ୍ଭ ହୃଦୟରେ ପରମେଶ୍ୱରଙ୍କ ପ୍ରେମ ନାହିଁ। 43 ମୁଁ ମୋର ପରମପିତାଙ୍କଠାରୁ ଆସିଛି। ମୁଁ ତାହାଙ୍କ ପାଇଁ କଥା କହେ। କିନ୍ତୁ ତୁମ୍ଭେମାନେ ମୋତେ ଗ୍ରହଣ କରୁ ନାହଁ। କିନ୍ତୁ ଯେତେବେଳେ ଅନ୍ୟ କିଏ ଆସି କେବଳ ତା’ ନିଜ ବିଷୟରେ କହିବ ସେତେବେଳେ ତୁମ୍ଭେ ତାକୁ ଗ୍ରହଣ କରିବ। 44 ତୁମ୍ଭେମାନେ ସରସ୍ପରଠାରୁ ପ୍ରଶଂସା ପାଇବା ପାଇଁ ଭଲ ପାଅ। କିନ୍ତୁ ଏକମାତ୍ର ପରମେଶ୍ୱରଙ୍କ ପାଖରୁ ଯେଉଁ ପ୍ରଶଂସା ଆସେ, ତାହା ପାଇବା ପାଇଁ ତୁମ୍ଭେ ଆଦୌ ଚେଷ୍ଟା କରୁ ନାହଁ। ତାହାହେଲେ ତୁମ୍ଭେ ଏ କଥା କିପରି ବିଶ୍ୱାସ କରି ପାରିବ। 45 ଭାବ ନାହିଁ ଯେ, ମୁଁ ପରମପିତାଙ୍କ ଆଗରେ ତୁମ୍ଭ ବିରୁଦ୍ଧରେ ଅଭିଯୋଗ କରିବି। ମୋଶା ହେଉଛନ୍ତି ଜଣେ, ଯିଏ ତୁମ୍ଭ ବିରୁଦ୍ଧରେ ଅଭିଯୋଗ କରନ୍ତି। ତୁମ୍ଭେ ମୋଶାଙ୍କଠାରେ ଭରସା ରଖିଛ ଯେ ସେ ତୁମ୍ଭକୁ ଉଦ୍ଧାର କରିବେ। 46 ଯଦି ପ୍ରକୃତରେ ତୁମ୍ଭେମାନେ ମୋଶାଙ୍କୁ ବିଶ୍ୱାସ କରିଛ, ତେବେ ତୁମ୍ଭେ ମୋତେ ମଧ୍ୟ ବିଶ୍ୱାସ କରିବ। କାରଣ ମୋଶା ମୋ’ ବିଷୟରେ ଲେଖିଥିଲେ। 47 କିନ୍ତୁ ତୁମ୍ଭେ ମୋଶାଙ୍କର ଲେଖିବା କଥା ବିଶ୍ୱାସ କରୁ ନାହଁ। ତେଣୁ ତୁମ୍ଭେମାନେ ମୋ’ କଥାରେ ବିଶ୍ୱାସ କରି ପାରିବ ନାହିଁ।”
2010 by World Bible Translation Center